Old/New Testament
ଆସଫର ଗୀତ।
79 ହେ ପରମେଶ୍ୱର, ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର ଦେଶକୁ ଆକ୍ରମଣ କରିଛନ୍ତି।
ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଛନ୍ତି।
ସେମାନେ ଯିରୁଶାଲମକୁ ଧ୍ୱସ୍ତ ବିଧ୍ୱସ୍ତ କରିଛନ୍ତି।
2 ସେମାନେ ତୁମ୍ଭ ଦାସଗଣର ଶବ ଖାଦ୍ୟ ନିମନ୍ତେ ଖେଚର ପକ୍ଷୀଗଣଙ୍କୁ ଦେଇଛନ୍ତି।
ତୁମ୍ଭର ସଦ୍ଭକ୍ତମାନଙ୍କ ମାଂସ ବନ୍ୟ ପଶୁଗଣଙ୍କୁ ଦେଇଛନ୍ତି।
3 ଶତ୍ରୁମାନେ ଯିରୁଶାଲମର ଚତୁର୍ଦ୍ଦିଗରେ ତୁମ୍ଭର ଲୋକମାନଙ୍କର ରକ୍ତକୁ ପାଣି ପରି ବୁହାଇଲେ।
ସେମାନଙ୍କୁ କବର ଦେବା ପାଇଁ କାହାରିକୁ ରଖି ନ ଥିଲେ।
4 ଆମ୍ଭ ପଡ଼ୋଶୀ ଦେବଗଣ ଆମ୍ଭମାନଙ୍କୁ ଅପମାନିତ କଲେ।
ଆମ୍ଭର ସବୁ ଚତୁର୍ପାର୍ଶ୍ୱରେ ଥିବା ଲୋକମାନେ ଆମ୍ଭମାନଙ୍କୁ ପରିହାସ କଲେ।
5 ହେ ପରମେଶ୍ୱର, ଏହା ଆଉ କେତେ ଦିନ ପର୍ଯ୍ୟନ୍ତ ଯିବ? ତୁମ୍ଭେ କ’ଣ ଚିରକାଳ ଆମ୍ଭମାନଙ୍କ ଉପରେ କ୍ରୋଧ କରିଥିବ?
ତୁମ୍ଭର ଅନ୍ତର କ’ଣ ଅଗ୍ନିଜ୍ୱାଳା ପରି ସର୍ବଦା ଜଳିବ?
6 ଯେଉଁ ଜାତିମାନେ ତୁମ୍ଭକୁ ସ୍ୱୀକାର କରୁ ନାହାନ୍ତି, ଯେଉଁ ରାଜ୍ୟ ସମୂହ ତୁମ୍ଭର ଉପାସନା କରନ୍ତି ନାହିଁ,
ତୁମ୍ଭର କ୍ରୋଧ ସେମାନଙ୍କ ଉପରେ ଢାଳି ଦିଅ।
7 ସେମାନେ ଯାକୁବଙ୍କ ପରିବାରକୁ ଧ୍ୱଂସ କରିଅଛନ୍ତି।
ଓ ସେମାନେ ତା’ର ଗୃହଭୂମିକୁ ଧ୍ୱଂସ କରିଅଛନ୍ତି।
8 ଦୟାକରି ଆମ୍ଭମାନଙ୍କର ଅତୀତର ପାପ ପାଇଁ ଆମ୍ଭମାନଙ୍କୁ ଦଣ୍ଡ ଦିଅ ନାହିଁ।
ଶୀଘ୍ର ଆମ୍ଭମାନଙ୍କ ପ୍ରତି ଦୟା ଦେଖାଅ!
ଆମ୍ଭେମାନେ ଆଜି କ୍ଷୀଣ ହୋଇଅଛୁ।
9 ହେ ଆମ୍ଭମାନଙ୍କର ପରିତ୍ରାଣର ପରମେଶ୍ୱର,
ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର
ଏବଂ ଆପଣା ନାମରେ ଆମ୍ଭମାନଙ୍କୁ ରକ୍ଷା କର
ଏବଂ ପାପସବୁ କ୍ଷମା କର।
10 ଅନ୍ୟ ଦେଶୀୟ ଲୋକମାନଙ୍କୁ କହିବାକୁ ଦିଅ ନାହିଁ।
“ସେମାନଙ୍କର ପରମେଶ୍ୱର କାହାନ୍ତି?”
ହେ ପରମେଶ୍ୱର, ସେହି ଲୋକମାନଙ୍କୁ ଦଣ୍ଡ ଦିଅ ଯାହା ଫଳରେ କି ଆମ୍ଭେମାନେ ମଧ୍ୟ ତାହା ଦେଖି ପାରିବୁ।
ତୁମ୍ଭର ସେବକମାନଙ୍କୁ ହତ୍ୟା କରିଥିବାରୁ ସେମାନଙ୍କୁ ଦଣ୍ଡ ଦିଅ।
11 ଦୟାକରି ବନ୍ଦୀମାନଙ୍କର ଆର୍ତ୍ତନାଦ ଶୁଣ।
ହେ ପରମେଶ୍ୱର, ତୁମ୍ଭର ମହାଶକ୍ତି ପ୍ରୟୋଗ କରି ମରଣାର୍ଥେ ଲୋକମାନଙ୍କୁ ରକ୍ଷା କର।
12 ହେ ପରମେଶ୍ୱର,
ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଛନ୍ତି,
ସେମାନଙ୍କୁ ସାତଗୁଣ ପ୍ରତିଫଳ ଦଣ୍ଡ ଦିଅ।
13 ତା’ହେଲେ ଆମ୍ଭେ ତୁମ୍ଭର ଲୋକ, ତୁମ୍ଭର ମେଷପଲ
ସର୍ବଦା ତୁମ୍ଭକୁ ଧନ୍ୟବାଦ ଦେବୁ।
ପିଢ଼ି ପରେ ପିଢ଼ି, ତୁମ୍ଭେ ଯାହା କରିଛ, ସେଥିପାଇଁ ଆମ୍ଭେ ତୁମ୍ଭକୁ ପ୍ରଶଂସା କରିବୁ।
ପ୍ରଧାନ ବାଦ୍ୟକର ନିମନ୍ତେ “ଶୋଶନ୍ନୀମ୍-ଏଦୂତ୍” ସ୍ୱରରେ ଆସଫର ଗୀତ।
80 ହେ ଇସ୍ରାଏଲର ପାଳକ, କର୍ଣ୍ଣପାତ କର।
ତୁମ୍ଭେ ଯୋଷେଫର ଲୋକମାନଙ୍କୁ ମେଷପରି ନେତୃତ୍ୱ କରିଅଛ।
କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ,
ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।
2 ଇଫ୍ରୟିମ, ବିନ୍ୟାମୀନ, ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଦେଖାଅ
ଓ ଆସ ଓ ଆମ୍ଭମାନଙ୍କୁ ରକ୍ଷା କର।
3 ହେ ପରମେଶ୍ୱର, ପୁନ୍ନରାୟ ଆମ୍ଭମାନଙ୍କୁ ବଳବାନ୍ କର।
ଆମ୍ଭକୁ ପ୍ରଫୁଲ୍ଲ କର ଓ ରକ୍ଷା କର।
4 ହେ ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ତୁମ୍ଭେ କେତେକାଳ ପର୍ଯ୍ୟନ୍ତ କ୍ରୋଧ ଗ୍ଭଲୁ ରଖିବ?
କେତେବେଳେ ତୁମ୍ଭେ ଆପଣା ଲୋକମାନଙ୍କର ପ୍ରାର୍ଥନା ଗ୍ରହଣ କରିବ?
5 ତୁମ୍ଭେ ଆପଣା ଲୋକମାନଙ୍କୁ ତାଙ୍କର ଲୋତକ ପିଆଇଛ।
ତୁମ୍ଭେ ସେମାନଙ୍କୁ ବହୁ ପରିମାଣରେ ଅଶ୍ରୁ ପିଇବାକୁ ଦେଇଛ।
6 ତୁମ୍ଭେ ଆମ୍ଭର ପ୍ରତିବାସୀଗଣ ଦ୍ୱାରା ଆମ୍ଭମାନଙ୍କୁ ଘୃଣା କରେଇଲ।
ପୁଣି ଆମ୍ଭର ଶତ୍ରୁମାନେ ଆମ୍ଭମାନଙ୍କୁ ଉପହାସ କଲେ।
7 ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ପୁନର୍ବାର ବଳବାନ୍ କର।
ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ରକ୍ଷା କର।
8 ତୁମ୍ଭେ ମିଶରରୁ ଗୋଟିଏ
“ଦ୍ରାକ୍ଷାଲତା” ଆଣିଲ।
ତୁମ୍ଭେ ଅନ୍ୟ ଜାତିମାନଙ୍କୁ ସେହି ସ୍ଥାନରୁ ତଡ଼ି ଦେଇ
ତୁମ୍ଭେ ସେହି ଭୂମିରେ “ଦ୍ରାକ୍ଷାଲତା” ରୋପଣ କର।
9 ତୁମ୍ଭେ “ଦ୍ରାକ୍ଷାବୃକ୍ଷ” ପାଇଁ ଭୂମି ପ୍ରସ୍ତୁତ କଲ।
ତହିଁରେ ଚେରଗୁଡ଼ିକ ଗଭୀରକୁ ଗଲା।
“ଦ୍ରାକ୍ଷାଲତା” ସମସ୍ତ ଦେଶରେ ବ୍ୟାପିଗଲା।
10 ତାହାର ଛାୟାରେ ପର୍ବତଗୁଡ଼ିକ ଆବୃତ ହେଲେ
ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ବିରାଟ ଦେବଦାରୁ ବୃକ୍ଷକୁ ମଧ୍ୟ ଆଚ୍ଛାଦନ କଲା।
11 ଭୂମଧ୍ୟସାଗର ପର୍ଯ୍ୟନ୍ତ ଆପଣା ଶାଖା
ଓ ଫରାତ୍ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା।
12 ହେ ପରମେଶ୍ୱର, ତୁମ୍ଭେ କାହିଁକି ଦ୍ରାକ୍ଷାଲତାର ସୁରକ୍ଷା ପ୍ରାଚୀର ଭାଙ୍ଗି ପକାଇଲ?
ପଥିକମାନେ ସବୁ “ଅଙ୍ଗୁର” ଛିଣ୍ଡାଇ ପକାଉଛନ୍ତି।
13 ବନରୁ ବାହାରି ଆସି “ଦ୍ରାକ୍ଷାବୃକ୍ଷ” ଉପାଡ଼ି ପକାଏ,
ବନର ପଶୁଗଣ ତା’ର ପତ୍ର ଖାଇଯା’ନ୍ତି।
14 ହେ ସର୍ବଶକ୍ତିମାନ ପରମେଶ୍ୱର ଫେରି ଆସ।
ସ୍ୱର୍ଗରୁ ତୁମ୍ଭର “ଦ୍ରାକ୍ଷାଲତା” ପ୍ରତି ଦୃଷ୍ଟି ପକାଅ ଏବଂ ଏହାର ଯତ୍ନ ନିଅ।
15 ହେ ପରମେଶ୍ୱର, ସେହି “ଦ୍ରାକ୍ଷାଲତା”କୁ ଦେଖ, ଯାହା ତୁମ୍ଭେ ଆପଣା ହସ୍ତରେ ରୋପଣ କରିଅଛ।
ସେହି ଛୋଟ ଲତାକୁ ଦେଖ ଯାହାକୁ ତୁମ୍ଭେ ବଢ଼େଇଛ।
16 ତୁମ୍ଭର ଦ୍ରାକ୍ଷାଲତାଗୁଡ଼ିକ ଗୋବର ଘସିପରି ଅଗ୍ନିରେ ପୋଡ଼ି ଦିଆଗଲା।
ତୁମ୍ଭେ ତା’ ଉପରେ କ୍ରୋଧାନ୍ୱିତ ହୋଇ ତାକୁ ଧ୍ୱଂସ କର।
17 ହେ ପରମେଶ୍ୱର, ତୁମ୍ଭ ହସ୍ତ ତୁମ୍ଭ ଦକ୍ଷିଣ ପାର୍ଶ୍ୱରେ ଛିଡ଼ା ହୋଇଥିବା
ମନୁଷ୍ୟ [a] ଉପରେ ତୁମ୍ଭେ ନିଜେ ହାତ ରଖି ଉଠାଅ।
18 ଆମ୍ଭେମାନେ ତୁମ୍ଭକୁ ପୁନ୍ନରାୟ ଛାଡ଼ିବୁ ନାହିଁ।
ଆମ୍ଭମାନଙ୍କୁ ନୂତନ ଜୀବନ ଦିଅ ଏବଂ ଆମ୍ଭେମାନେ ତୁମ୍ଭର ନାମରେ ଉପାସନା କରିବା।
19 ହେ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ପୁଣି ଆମ୍ଭମାନଙ୍କୁ ବଳବାନ୍ କର,
ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ଆମ୍ଭମାନଙ୍କୁ ରକ୍ଷା କର।
ପରମେଶ୍ୱର ତାହାଙ୍କ ଲୋକମାନଙ୍କୁ ଭୁଲି ନାହାନ୍ତିଁ
11 ତା’ହେଲେ ମୁଁ ପ୍ରଶ୍ନ କରୁଛି: “କ’ଣ ପରମେଶ୍ୱର ନିଜ ଲୋକମାନଙ୍କୁ ପରିତ୍ୟାଗ କରନ୍ତି କି?” ନା! ମୁଁ ଜଣେ ଇସ୍ରାଏଲୀୟ ଲୋକ। ମୁଁ ଅବ୍ରହାମଙ୍କ ପରିବାରର ଅଟେ। ବିନ୍ୟାମିନଙ୍କ ଗୋଷ୍ଠୀରେ ଜାତ। 2 ସେମାନେ ଜନ୍ମ ହେବା ପୂର୍ବରୁ ପରମେଶ୍ୱର ଇସ୍ରାଏଲୀୟମାନଙ୍କୁ ବାଛିଥିଲେ। ପରମେଶ୍ୱର ସେମାନଙ୍କୁ ତ୍ୟାଗ କରି ନାହାନ୍ତି। ଏଲିୟ ଯେତେବେଳେ ପରମେଶ୍ୱରଙ୍କଠାରେ ଇସ୍ରାଏଲ ଲୋକମାନଙ୍କ ବିରୁଦ୍ଧରେ ପ୍ରାର୍ଥନା କରୁଥିଲେ, ତାହାଙ୍କ ବିଷୟରେ ଶାସ୍ତ୍ର ଯାହା କୁହେ, ତୁମ୍ଭେ ଜାଣିଛ? 3 ଏଲିୟ କହିଥିଲେ: “ପ୍ରଭୁ, ଲୋକେ ତୁମ୍ଭର ଭବିଷ୍ୟଦ୍ବକ୍ତାଗଣକୁ ବଧ କରିଛନ୍ତି, ଓ ତୁମ୍ଭର ଯଜ୍ଞବେଦୀ ସବୁ ଭାଙ୍ଗିଛନ୍ତି। କେବଳ ମୁଁ ଜଣେ ଭବିଷ୍ୟଦ୍ବକ୍ତା ବଞ୍ଚିଛି, ସେମାନେ ମୋତେ ମଧ୍ୟ ମାରି ଦେବା ପାଇଁ ଚେଷ୍ଟା କରୁଛନ୍ତି।” [a] 4 କିନ୍ତୁ ତାହାଙ୍କୁ ପରମେଶ୍ୱରଙ୍କର ଉତ୍ତର କ’ଣ ଥିଲା? “ବାଆଲ ଆଗରେ ଆଣ୍ଠୁମାଡ଼ି ନ ଥିବା ସାତହଜାର ଲୋକଙ୍କୁ ଏବେ ମଧ୍ୟ ମୁଁ ନିଜ ପାଇଁ ରଖିଛି।” [b]
5 ପରମେଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ବଛା ଯାଇଥିବା ଏବେ ମଧ୍ୟ କେତେକ ଲୋକ ଅଛନ୍ତି। 6 ଯଦି ପରମେଶ୍ୱର ଅନୁଗ୍ରହ ହେତୁ ସେମାନଙ୍କୁ ମନୋନୀତ କରିଛନ୍ତି, ତା’ହେଲେ ଲୋକମାନେ ନିଜେ କରିଥିବା କାର୍ଯ୍ୟ ହେତୁ ପରମେଶ୍ୱରଙ୍କ ଲୋକ ହୋଇ ନାହାନ୍ତି। ଯଦି କାର୍ଯ୍ୟ ଦ୍ୱାରା ତାହା ହେଇଥା’ନ୍ତା ତେବେ ଅନୁଗ୍ରହର କ’ଣ ବା ଅର୍ଥ ହେବ? ତା’ହେଲେ କ’ଣ ହେଲା?
7 ଇସ୍ରାଏଲର ଲୋକେ ଯାହା ପାଇଁ ପରମେଶ୍ୱରଙ୍କଠାରେ ଧାର୍ମିକ ହେବା ଚେଷ୍ଟା କରିଥିଲେ, କିନ୍ତୁ ସଫଳ ହେଲେ ନାହିଁ। କିନ୍ତୁ ପରମେଶ୍ୱରଙ୍କ ଦ୍ୱାରା ବଛା ଯାଇଥିବା ଲୋକେ ଧାର୍ମିକ ହେଲେ। ଅନ୍ୟ ସମସ୍ତେ ଜଡ଼ ହୋଇ ପରମେଶ୍ୱରଙ୍କ କଥା ଶୁଣିବା ପାଇଁ ମନା କଲେ। 8 ଶାସ୍ତ୍ରରେ ଯେପରି ଲେଖା ଅଛି:
“ପରମେଶ୍ୱର ଲୋକମାନଙ୍କୁ ଜଡ଼ତାର ଆତ୍ମାଦେଲେ।” (A)
“ସେମାନେ ସତ୍ୟକୁ ଦେଖି ନ ପାରନ୍ତି ସେଥିପାଇଁ ପରମେଶ୍ୱର ସେମାନଙ୍କର ଆଖି ବନ୍ଦ କରିଦେଲେ,
ସେମାନେ ସତ୍ୟକୁ ଶୁଣି ନ ପାରନ୍ତୁ ସେଥିପାଇଁ ପରମେଶ୍ୱର ସେମାନଙ୍କର କାନ ବନ୍ଦ କରିଦେଲେ।
ଏହି ଦଶା ଏବେ ସୁଦ୍ଧା ଲାଗି ରହିଛି।” (B)
9 ଦାଉଦ କୁହନ୍ତି:
“ସେ ଲୋକମାନେ ନିଜର ଭୋଜନରେ ଚ୍ଛନ୍ଦି ଓ ବାନ୍ଧି ହୋଇ ଯାଆନ୍ତୁ,
ତାହାଙ୍କର ପତନ ହେଉ ଓ ସେମାନଙ୍କୁ ଦଣ୍ଡ ମିଳୁ।
10 ସେମାନଙ୍କର ଆଖି ସତ୍ୟକୁ ଦେଖି ନ ପାରିବା ପାଇଁ ବନ୍ଦ ହୋଇଯାଉ।
ସର୍ବଦା ପାଇଁ ସେମାନଙ୍କର ଅଣ୍ଟା ନଇଁ ପଡ଼ୁ।” (C)
11 ତା’ହେଲେ ମୁଁ କହୁଛି: ଯିହୂଦୀମାନଙ୍କର ପତନ ସେମାନଙ୍କୁ ନଷ୍ଟ କରିଥିଲା କି। ବରଂ ସେମାନଙ୍କର ଭୁଲ୍ ଅଣଯିହୂଦୀମାନଙ୍କ ଲାଗି ମୁକ୍ତି ଆଣିଲା। ଏହା ଦ୍ୱାରା ଯିହୂଦୀମାନଙ୍କ ଭିତରେ ଉତ୍ସାହ ଭାବ ଜାଗୃତ ହେଲା। 12 ଯିହୂଦୀମାନଙ୍କର ତୃଟୀ ଏହି ସଂସାର ପାଇଁ ଆଶୀର୍ବାଦର ଧନ ସ୍ୱରୂପ ହେଲା, ସେମାନେ ଯାହା ହରାଇଲେ, ତାହା ଅଣଯିହୂଦୀମାନଙ୍କ ପାଇଁ ଆଶୀର୍ବାଦର ଧନ ଆଣି ଦେଲା। ତେଣୁ ପରମେଶ୍ୱର ଯାହା ଗ୍ଭହୁଁଛନ୍ତି ସେହି ଅନୁସାରେ ପୂର୍ଣ୍ଣ ସଂଖ୍ୟକ ଯିହୂଦୀମାନେ ଯେତେବେଳେ ଗ୍ଭଲିବେ, ସେତେବେଳେ ସଂସାର ନିଶ୍ଚିତ ରୂପେ ଅଧିକ ମାତ୍ରାରେ ଆଶୀର୍ବାଦର ଧନ ପ୍ରାପ୍ତ କରିବ!
13 ଏବେ ମୁଁ ଅଣଯିହୂଦୀମାନଙ୍କ ପାଇଁ କହୁଛି। କାରଣ ମୁଁ ବିଶେଷ ଭାବରେ ଅଣଯିହୂଦୀମାନଙ୍କ ନିକଟକୁ ପ୍ରେରିତ ହୋଇଛି। ମୁଁ ପୂର୍ଣ୍ଣ ମନ ପ୍ରାଣରେ ଏହି କାମ କରିବି। 14 ମୁଁ ଆଶାକରେ ଯେ ନିଜ ଲୋକ ମାନଙ୍କ ଭିତରେ ଉଦ୍ଯୋଗ ଆଣି ତାହାଙ୍କ ଭିତରୁ କେତେକ ଲୋକଙ୍କୁ ଉଦ୍ଧାର କରି ପାରିବି। 15 ଯିହୂଦୀମାନଙ୍କୁ ପରମେଶ୍ୱର ଅସ୍ୱୀକାର କରି ଦେଲାପରେ, ସେ ଜଗତର ଅନ୍ୟଲୋକ ମାନଙ୍କ ସହିତ ମୈତ୍ରୀ କଲେ। ଅତଏବ, ଯିହୂଦାମାନଙ୍କୁ ପୁନଃ ଗ୍ରହଣ କରିବା ଅର୍ଥ ଜଗତର ଅନ୍ୟ ଲୋକମାନଙ୍କ ପାଇଁ ମୃତ୍ୟୁରୁ ପୁନର୍ଜୀବନ ଆଣିବା। 16 ଆମ୍ଭ ଭୋଜନର ପ୍ରଥମ ଭାଗଟି ଯଦି ପରମେଶ୍ୱରଙ୍କୁ ସମର୍ପଣ କରାଯାଏ, ତା’ହେଲେ ସମସ୍ତ ଭୋଜନ ପବିତ୍ର ହୁଏ। ଯଦି କୌଣସି ଗଛର ଚେର ପବିତ୍ର, ତା’ହେଲେ ସେହି ଗଛର ସମସ୍ତ ଡାଳ ମଧ୍ୟ ପବିତ୍ର।
17 ଧରିନିଅ ଗୋଟିଏ ଜୀତ ବୃକ୍ଷର ଶାଖାଗୁଡ଼ିକ ଭାଙ୍ଗି ଯାଇଛି। ଗୋଟିଏ ଅନ୍ୟ ଜଙ୍ଗଲୀ ଜୀତଗଛର ଶାଖାଗୁଡ଼ିକ ଆଣି ପ୍ରଥମ ଗଛ ସହିତ ସଂଯୁକ୍ତ କରାହେଲା। ତୁମ୍ଭେ ଅଣଯିହୂଦୀମାନେ ସେହି ଜଙ୍ଗଲୀ ଜୀତଗଛ ଭଳି। ତୁମ୍ଭେମାନେ ସେହି ପ୍ରଥମ ଗଛମାନଙ୍କଠାରୁ ଶକ୍ତି ଓ ଜୀବନ ପ୍ରାପ୍ତ କରୁଛ। 18 ସେଥିପାଇଁ, ପ୍ରଥମ ଗଛର ସେ ଭଙ୍ଗା ଡାଳଗୁଡ଼ିକ ନିମନ୍ତେ ତୁମ୍ଭମାନଙ୍କର ଗର୍ବ କରିବାର କୌଣସି କାରଣ ନାହିଁ। କାରଣ ତୁମ୍ଭେମାନେ ପ୍ରଥମ ଗଛର ଚେରକୁ ଜୀବନ ପ୍ରଦାନ କରୁ ନାହଁ, ବରଂ ସେହି ଚେର ତୁମ୍ଭମାନଙ୍କୁ ଜୀବନ ପ୍ରଦାନ କରୁଛି।
2010 by World Bible Translation Center