Print Page Options
Previous Prev Day Next DayNext

Old/New Testament

Each day includes a passage from both the Old Testament and New Testament.
Duration: 365 days
Oriya Bible: Easy-to-Read Version (ERV-OR)
Version
ଗୀତସଂହିତା 87-88

କୋରହ ସନ୍ତାନଗଣର ଏକ ଗୀତ।

87 ପରମେଶ୍ୱର ଯିରୁଶାଲମ ପର୍ବତ ଉପରେ ତାଙ୍କର ମନ୍ଦିର ପ୍ରତିଷ୍ଠା କଲେ।
    ସଦାପ୍ରଭୁ ଇସ୍ରାଏଲର ସମସ୍ତ ସ୍ଥାନ ଅପେକ୍ଷା ସିୟୋନର ଦ୍ୱାର ସମୂହକୁ ଅଧିକ ସ୍ନେହ କରନ୍ତି।
ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ଲୋକମାନେ ନାନାବିଧ ଗୌରବର କଥା କୁହନ୍ତି।

4-6 ପରମେଶ୍ୱର ତାଙ୍କର ଲୋକମାନଙ୍କର ଏକ ତାଲିକା ରଖିଛନ୍ତି।
    “ସେ ଜାଣନ୍ତି ତାଙ୍କର ପ୍ରତ୍ୟେକ ଲୋକ କେଉଁଠାରେ ଜନ୍ମ ହୋଇଥିଲେ।”
ସେହିମାନଙ୍କ ମଧ୍ୟରୁ ଯେଉଁମାନେ ତାଙ୍କର ସେବା କରନ୍ତି, ସେମାନେ ମିଶର ଓ ବାବିଲରେ ବାସ କରନ୍ତି।
    “ସେମାନଙ୍କ ମଧ୍ୟରୁ କେତେକ ପଲେଷ୍ଟୀୟରେ, ସୋରରେ ଓ ଇଥିଓପିଆରେ ବାସ କରନ୍ତି।”
    ଆଉ ସିୟୋନ ସେମାନଙ୍କର ସମସ୍ତ ନାମକୁ ଜାଣନ୍ତି ପ୍ରତ୍ୟେକ ସେଠାରେ ଜନ୍ମ ହୋଇଥିଲେ।

ସେହି ପର୍ବରେ ନର୍ତ୍ତକ ଓ ଗାୟକ କହିବେ।
    “ସମସ୍ତେ ଭଲ ଜିନିଷ ତୁମ୍ଭ ମଧ୍ୟରୁ ଆସେ।”

କୋରହ ସନ୍ତାନଗଣଙ୍କର ଗୀତ। ପ୍ରଧାନ ବାଦ୍ୟକରଙ୍କ ନିମନ୍ତେ ମହଲତ୍ ଲିୟନ୍ନୋତସ୍ୱରରେ ଇଷ୍ରାହୀୟ ହେମନର ମସ୍କୀଲ୍।

88 ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ମୋର ପରିତ୍ରାଣକର୍ତ୍ତା।
    ମୁଁ ଦିନ ଓ ରାତ୍ରି ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।
ମୋର ପ୍ରାର୍ଥନା ପ୍ରତି ଟିକେ ଧ୍ୟାନ ଦିଅ।
    ମୋ’ ପ୍ରତି ଦୟାକରି, ମୋର ପ୍ରାର୍ଥନାରେ କର୍ଣ୍ଣପାତ କର।
ମୋର ପ୍ରାଣ ଦୁଃଖରେ ଭରପୁର।
    ମୁଁ ଶୀଘ୍ର ମରିଯିବି।
ମୁଁ ଜଣେ ଶକ୍ତି ହରାଇଥିବା
    ପ୍ରାୟ ମୃତ ଲୋକପରି ହୋଇଅଛି।
ମୃତଲୋକମାନଙ୍କ ମଧ୍ୟରେ ମୋତେ ଖୋଜ।
    ମୁଁ କବରରେ ଶୋଇଥିବା ମୃତ ବ୍ୟକ୍ତିପରି
ଏବଂ ଲୋକମାନେ ଏ ବିଷୟରେ ସବୁ
    ଭୁଲିଗଲେ ଓ ସହାୟ ନାହିଁ।
ତୁମ୍ଭେ ମୋତେ ପୃଥିବୀର ଗାଢ଼ ଅନ୍ଧକାରର
    ଗଭୀର ସ୍ଥାନରେ ରଖିଅଛ।
ତୁମ୍ଭ କ୍ରୋଧରେ ମୁଁ ବୋଝ ଅନୁଭବ କଲି।
    ତୁମ୍ଭର ସମସ୍ତ ଢେଉ ମୋତେ ଓଲଟ ପାଲଟ କରି ପକାଏ।

ମୋର ବନ୍ଧୁମାନେ ମୋତେ ଛାଡ଼ିଗଲେ,
    ମୁଁ ଅଛୁଆଁ ପରି ସେମାନେ ମୋ’ଠାରୁ ଦୂରେଇ ଗଲେ।
ମୁଁ ଏକ ଗୃହରେ ବନ୍ଦୀ ଅଛି, ମୁଁ ବାହାରକୁ ଯାଇପାରିବି ନାହିଁ।
    କ୍ଳେଶ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଅଛି।
ହେ ସଦାପ୍ରଭୁ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି।
    ତୁମ୍ଭଠାରେ ମୁଁ ହାତ ପାତୁ ଅଛି।
10 ତୁମ୍ଭେ କ’ଣ ମୃତ ଲୋକମାନଙ୍କ ପାଇଁ ଆଶ୍ଚର୍ଯ୍ୟ କ୍ରିୟା କର?
    ମୃତ ଲୋକମାନେ କ’ଣ ଉଠି ଓ ତୁମ୍ଭର ପ୍ରଶଂସା କରିବେ?

11 ମୃତ କବରରେ ଲୋକମାନେ ତୁମ୍ଭର ବିଶ୍ୱସ୍ତତା ବିଷୟରେ କଥା ହୋଇ ପାରିବେ ନାହିଁ।
    ମୃତ ଲୋକମାନେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟରେ ପ୍ରଗ୍ଭର କରି ପାରିବେ ନାହିଁ।
12 ଅନ୍ଧାରରେ ଥିବା ମୃତ ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟା ଦେଖି ପାରିବେ ନାହିଁ।
    ପୃଥିବୀରେ ମୃତ ଲୋକମାନେ ଭୁଲିଯାଇ ତୁମ୍ଭ ସୁଗୁଣ ପ୍ରଶଂସା କରି ପାରିବେ ନାହିଁ।
13 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ଗୁହାରି କରୁଅଛି।
    ମୋତେ ସାହାରା ଦିଅ।
    ପ୍ରତ୍ୟେକ ପ୍ରଭାତରେ ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।
14 ହେ ସଦାପ୍ରଭୁ, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରୁଛ?
    ତୁମ୍ଭେ କାହିଁକି ମୋ’ କଥା ଶୁଣୁ ନାହଁ?
15 ମୁଁ ବାଲ୍ୟକାଳରୁ ଦୁଃଖ ଭୋଗ କରି ମୃତ୍ୟୁର ଶେଷ ଆଡ଼କୁ ଆସିଅଛି।
    ମୁଁ ଭୀଷଣ ଦୁଃଖ ପାଉଅଛି, ଯାହା ତୁମ୍ଭେ କରିଅଛ।
16 ତୁମ୍ଭର କୋପ ମୋ’ ଉପରେ ବର୍ତ୍ତିଅଛି,
    ତୁମ୍ଭ ବିଷୟକ ଭୟ ମୋତେ ଉଚ୍ଛିନ୍ନ କରିଅଛି।
17 ଏକ ବନ୍ୟାପରି ତୁମ୍ଭର ଆକ୍ରମଣ ମୋତେ ଦିନସାରା ଘେରି ରହିଥିଲା।
    ସେମାନେ ସବୁଆଡ଼ୁ ମୋତେ ବନ୍ଦ କଲେ।
18 ତୁମ୍ଭେ ମୋର ପ୍ରିୟ ଲୋକମାନଙ୍କୁ ମୋ’ଠାରୁ ଦୂରେଇ ରଖିଅଛ।
    ମୋ’ ପରିଚିତ ଲୋକମାନେ ଅନ୍ଧକାରରେ ରହିଅଛନ୍ତି।

ରୋମୀୟଙ୍କ ପ୍ରତି ପତ୍ର 13

ତୁମ୍ଭ ସରକାରଙ୍କ ନିୟମ ମାନ

13 ପ୍ରତ୍ୟେକ ଲୋକର ସରକାରୀ ଶାସକମାନଙ୍କ ଅଧୀନତା ସ୍ୱୀକାର କରିବା ଉଚିତ୍। କାରଣ ସେମାନଙ୍କ ଏହି କ୍ଷମତା ପରମେଶ୍ୱରଙ୍କ ଦ୍ୱାରା ଦିଆଯାଇଛି ଏବଂ ବର୍ତ୍ତମାନ ଯେଉଁମାନେ ଅଧିକାରୀ, ପରମେଶ୍ୱରଙ୍କ ଦ୍ୱାରା ସେମାନଙ୍କୁ ଏହି କ୍ଷମତା ପ୍ରଦାନ କରାଯାଇଛି। ଅତଏବ ଅଧିକାର ବିରୋଧ କରୁଥିବା ଲୋକମାନେ ପ୍ରକୃତରେ ପରମେଶ୍ୱରଙ୍କ ଆଜ୍ଞାର ବିରୋଧୀ। ଏପରି ବିରୋଧ କରୁଥିବା ଲୋକ, ନିଜ ପାଇଁ ଦଣ୍ତ ପାଇବା ବ୍ୟବସ୍ଥା କରିଥାଏ। ଯେଉଁମାନେ ଠିକ୍ କାମ କରନ୍ତି, ଶାସକଙ୍କୁ ଭୟ କରିବାର କୌଣସି କାରଣ ସେମାନଙ୍କଠାରେ ନାହିଁ, କିନ୍ତୁ ଯେଉଁମାନେ ମନ୍ଦ ବା ଭୁଲ୍ କାମ କରନ୍ତି ସେମାନେ ଭୟ କରିବାକୁ ବାଧ୍ୟ। ଶାସକ ମାନଙ୍କ ଭୟରୁ ମୁକ୍ତି କରିବା ପାଇଁ ଏକ ମାତ୍ର ଉପାୟ ହେଉଛି ଭଲ କାମ କରିବା। ଭଲ କାମ କଲେ ଶାସକମାନେ ତୁମ୍ଭର ପ୍ରଶଂସା କରିବେ।

ତୁମ୍ଭକୁ ସାହାଯ୍ୟ କରିବା ପାଇଁ ଶାସକ ହେଉଛନ୍ତି ପରମେଶ୍ୱରଙ୍କ ସେବକ। କିନ୍ତୁ ତୁମ୍ଭେ ଭୁଲ୍ କଲେ ଭୟ କରିବ। ଶାସକର ଦଣ୍ତ ଦେବା କ୍ଷମତା ଅଛି, ସେ ସେହି କ୍ଷମତାର ପ୍ରୟୋଗ କରି ମନ୍ଦ କାମ କରୁଥିବା ଲୋକକୁ ଦଣ୍ତ ଦେବେ। ସେଥିପାଇଁ ଶାସକଙ୍କ ଆଜ୍ଞା ପାଳନ କରିବାକୁ ତୁମ୍ଭେ ବାଧ୍ୟ। ପାଳନ ନ କରିବା କାରଣରୁ ଯେ ଦଣ୍ତିତ ହେବ, ସେଥିପାଇଁ ଆଜ୍ଞା ପାଳନ କର ନାହିଁ। ଅଧିକନ୍ତୁ ଶାସନକୁ ମାନିବା ଠିକ୍ କାମ ବୋଲି ଜାଣିଥିବାରୁ ତୁମ୍ଭେ ଏପରି କରିବା ଉଚିତ୍।

ଏହି ଦୃଷ୍ଟିରୁ ତୁମ୍ଭେମାନେ ସରକାରକୁ କର ମଧ୍ୟ ଦିଅ। ସେମାନେ ପରମେଶ୍ୱରଙ୍କ ସେବାରେ ରହିଛନ୍ତି, ଏବଂ ସେହି କାର୍ଯ୍ୟ କରିବା ପାଇଁ ନିଜର ସମ୍ପୂର୍ଣ୍ଣ ସମୟ ଦେଉଛନ୍ତି। ସମାଜରେ ଯାହାଙ୍କର ଯାହା ପ୍ରାପ୍ୟ ତାହାଙ୍କୁ ତାହା ଦିଅ। ଯାହାଙ୍କୁ ଶୁଳ୍କ ଦେବା କଥା ତାହାଙ୍କୁ ସମସ୍ତ ପ୍ରକାରର ଶୁଳ୍କ ଦେଇ ଦିଅ। ଯାହାଙ୍କୁ ଭୟ ସହିତ ଆଦର କରିବା କଥା ସେମାନଙ୍କୁ ଭୟ ଓ ଆଦର କର। ଯାହାଙ୍କୁ ସମ୍ମାନ ଦେବା କଥା ସେମାନଙ୍କୁ ସମ୍ମାନ ଦିଅ।

ଅନ୍ୟ ଲୋକଙ୍କୁ ପ୍ରେମ କରିବା ହିଁ ବ୍ୟବସ୍ଥା ଅଟେ

କାହାର ଋଣୀ ହୁଅ ନାହିଁ। କିନ୍ତୁ ପରସ୍ପର ପ୍ରତି ପ୍ରେମର ଋଣରେ ଋଣୀ ହୁଅ। ଯେଉଁ ଲୋକ ପ୍ରତିବାସିକୁ ପ୍ରେମ କରେ ସେ ସମ୍ପୂର୍ଣ୍ଣ ବ୍ୟବସ୍ଥା ମାନିଛି। ମୁଁ ଏପରି କହୁଛି, କାରଣ ବ୍ୟବସ୍ଥା କୁହେ: “ବ୍ୟଭିଗ୍ଭର କର ନାହିଁ, କାହାକୁ ବଧ କର ନାହିଁ, କୌଣସି ଜିନିଷ ଗ୍ଭେରି କର ନାହିଁ, ଅନ୍ୟ ଲୋକର ଜିନିଷ ପ୍ରତି ଲୋଭ ରଖ ନାହିଁ।” [a] ଏହି ସମସ୍ତ ଆଦେଶ ଗୁଡ଼ିକ ଓ ଅନ୍ୟ ସମସ୍ତ ଆଦେଶ ଗୁଡ଼ିକ ସାରାଂଶ ଭାବେ ଏହି ବ୍ୟବସ୍ଥାର ଅନ୍ତର୍ଗତ ଅଟେ, ଯଥା: “ନିଜକୁ ପ୍ରେମ କଲା ଭଳି ଅନ୍ୟ ପ୍ରତିବାସିକୁ ପ୍ରେମ କର।” [b] 10 ପ୍ରେମ ଅନ୍ୟ ଲୋକକୁ ଆଘାତ କରେ ନାହିଁ, ଅତଏବ ପ୍ରେମ କରିବା ସମ୍ପୂର୍ଣ୍ଣ ବ୍ୟବସ୍ଥା ପାଳନର ସମକକ୍ଷ।

11 ମୁଁ ଏହି ସମସ୍ତ କଥା କହୁଛି, କାରଣ ଆମ୍ଭର ଏହି ସମୟଟି ଅତି ମହତ୍ତ୍ୱପୂର୍ଣ୍ଣ। ନିଦ୍ରାରୁ ଜାଗ୍ରତ ହେବାର ସମୟ ଉପସ୍ଥିତ ହୋଇଅଛି। ଆରମ୍ଭ କାଳରେ ବିଶ୍ୱାସ କରିବା ତୁଳନାରେ ଏବେ ଆମ୍ଭେ ଉଦ୍ଧାର ପାଇବା ସମୟର ନିକଟତର ହୋଇଛୁ। 12 ‘ରାତି’ ପ୍ରାୟ କଟି ଗଲାଣି। ‘ଦିନ’ ପ୍ରାୟ ଏହିଠାରେ। ଅତଏବ ଅନ୍ଧକାରରେ କରୁଥିବା ପାପ କାମ ଆମ୍ଭେ ବନ୍ଦ କରିବା ଉଚିତ୍। ଆମ୍ଭେ ପ୍ରକାଶରେ ହେଉଥିବା ଭଲ କାମ କରିବା ପାଇଁ ପ୍ରସ୍ତୁତ ରହିବା ଉଚିତ୍। 13 ଆମ୍ଭେ ଉତ୍ତମ ଲୋକଙ୍କ ଭଳି, ଦିବସର ଲୋକଙ୍କ ଭଳି ଠିକ୍ ଭାବରେ ରହିବା ଉଚିତ୍। ଆମ୍ଭେ ଖର୍ଚ୍ଚାନ୍ତ ରଙ୍ଗରସରେ ମାତିବା ଠିକ୍ ନୁହେଁ। ମାତାଲ ହେବା ଉଚିତ୍ ନୁହେଁ। ଯୌନଗତ ପାପକର୍ମ ଓ ଅନ୍ୟ ସମସ୍ତ ଭୋଗ ବିଳାସରେ ଲିପ୍ତ ହେବା ଠିକ୍ ନୁହେଁ। ଯୁକ୍ତିତର୍କ କରିବା ଓ ଈର୍ଷାଳୁ ହେବା ଉଚିତ୍ ନୁହେଁ। 14 ନିଜର ପାପପୂର୍ଣ୍ଣ ସ୍ୱାର୍ଥପର ଇଚ୍ଛାକୁ ତୃପ୍ତି କରିବାରେ ଲାଗି ନ ରହି ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ପରିଧାନ କରିବା ଉଚିତ୍।

Oriya Bible: Easy-to-Read Version (ERV-OR)

2010 by World Bible Translation Center