Print Page Options
Previous Prev Day Next DayNext

Old/New Testament

Each day includes a passage from both the Old Testament and New Testament.
Duration: 365 days
Oriya Bible: Easy-to-Read Version (ERV-OR)
Version
ଗୀତସଂହିତା 97-99

97 ସଦାପ୍ରଭୁ ଶାସନ କରନ୍ତି।
    ସକଳ ପୃଥିବୀ ଆନନ୍ଦ ହେଉ।
    ଦୂର ସଦୃଶ ଭୂମି ମଧ୍ୟ ଆନନ୍ଦିତ ହୁଅନ୍ତୁ।
ମେଘମାଳ ଓ ଅନ୍ଧାର ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ଥାଏ।
    ଧର୍ମ ଓ ନ୍ୟାୟ ତାହାଙ୍କ ସିଂହାସନର ମୂଳଭିତ୍ତି।
ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ଝରି
    ତାଙ୍କର ଶତ୍ରୁଗଣକୁ ବିନାଶ କରେ।
ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା,
    ଏହା ଦେଖି ଲୋକେ ଭୟ କଲେ।
ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗୁଡ଼ିକ ମହମ ପରି ତରଳି ଗଲେ,
    ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ତରଳି ଗଲେ।
ଆକାଶ ତାଙ୍କର ଧାର୍ମିକ ସତ୍ୟତା ପ୍ରଗ୍ଭର କରେ
    ଓ ପ୍ରତ୍ୟେକ ଜାତିଗଣ ତାଙ୍କ ମହିମା ଦେଖନ୍ତି।

ଲୋକମାନେ ତାଙ୍କର ମୂର୍ତ୍ତିଗୁଡ଼ିକୁ ପୂଜା କରନ୍ତି।
    ସେମାନେ ସେମାନଙ୍କର “ଦେବଗଣଙ୍କ” ବିଷୟରେ ବଡ଼ାଇ କରନ୍ତି।
ସେହି ଲୋକମାନେ ଲଜ୍ଜିତ ହେବେ।
    ସେମାନଙ୍କର ସମସ୍ତ “ଦେବତାଗଣ” ସଦାପ୍ରଭୁଙ୍କ ଆଗରେ ମଥାନତ କରିବେ।
ସିୟୋନ ଶୁଣିଛି ଓ ଆନନ୍ଦିତ ହୋଇଛି।
    ଯିହୁଦା ନଗରୀ, ଖୁସୀ ହୋଇ ଆସୁଛନ୍ତି,
    କାରଣ ତୁମ୍ଭ ପାଇଁ ସଦାପ୍ରଭୁ ବିଜ୍ଞ ନିଷ୍ପତ୍ତି କରନ୍ତି।
ହେ ସର୍ବୋପରିସ୍ଥ ସଦାପ୍ରଭୁ, ତୁମ୍ଭେ ହିଁ ସମଗ୍ର ପୃଥିବୀର ଶାସକ।
    ତୁମ୍ଭେ ଅନ୍ୟ “ଦେବତାମାନଙ୍କ”ଠାରୁ ଉତ୍ତମ।
10 ଯିଏ ସଦାପ୍ରଭୁଙ୍କୁ ଭଲପା’ନ୍ତି, ମନ୍ଦତାକୁ ଘୃଣା କରନ୍ତି!
    ସେ ଆପଣା ସ‌ଦ୍‌ଭକ୍ତମାନଙ୍କ ପ୍ରାଣରକ୍ଷା କରନ୍ତି।
    ସେ ଦୁଷ୍ଟମାନଙ୍କ ହସ୍ତରୁ ନିଜର ଶିଷ୍ୟମାନଙ୍କୁ ରକ୍ଷାକରନ୍ତି।
11 ଧାର୍ମିକମାନଙ୍କ ପାଇଁ ଦୀପ୍ତି
    ଓ ସତ୍ୟପ୍ରିୟମାନଙ୍କ ପାଇଁ ଆନନ୍ଦ ଅଛି।
12 ହେ ଧାର୍ମିକଗଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆନନ୍ଦ କର।
    ପରମେଶ୍ୱରଙ୍କ ପବିତ୍ର ନାମରେ ଧନ୍ୟବାଦ କର।

ଏକ ପ୍ରଶଂସାର ଗୀତ।

98 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ସଙ୍ଗୀତ ଗାନ କର।
    କାରଣ ସେ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି!
ତାଙ୍କର ପବିତ୍ର ଦକ୍ଷିଣ ହସ୍ତ
    ତାଙ୍କୁ ଆଉଥରେ ଗୌରବ ଆଣିଛି।
ସଦାପ୍ରଭୁ ତାଙ୍କର ଦାସଗଣଙ୍କୁ ରକ୍ଷା କରିବା ପାଇଁ ତାଙ୍କର ଶକ୍ତିକୁ ଜଣାଇଛନ୍ତି।
    ଜାତି ଉଦ୍ଦେଶ୍ୟରେ, ସଦାପ୍ରଭୁ ତାଙ୍କର ଉତ୍ତମତା ଦେଖାଇଛନ୍ତି।
ଇସ୍ରାଏଲୀୟମାନଙ୍କ ପ୍ରତି ପରମେଶ୍ୱରଙ୍କ ପ୍ରେମ ଓ ବିଶ୍ୱସ୍ତତା, ତାଙ୍କର ଅନୁସରଣକାରୀମାନେ ମନେ ରଖିଛନ୍ତି।
    ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରକ୍ଷା କରିବାର ଶକ୍ତି ଦେଖିଛନ୍ତି।
ହେ ପୃଥିବୀର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କର ଜୟଧ୍ୱନି କର।
    ସ୍ତୁତି ଗାନ ଶୀଘ୍ର ଆରମ୍ଭ କର।
ବୀଣା ସହିତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର,
    ବୀଣାର ମଧୁର ସଂଗୀତରେ ତାଙ୍କର ଗୁଣ ଗାନ କର।
ବଂଶୀ ବଜାଅ ଓ ତୂରୀ ଫୁଙ୍କ।
    ଆମ୍ଭମାନଙ୍କର ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ ଧ୍ୱନି କର।
ସମୁଦ୍ର, ଜଗତ ଓ ତହିଁର ଜୀବ ସକଳ
    ସମସ୍ତେ ଗାନ କର।
ନଦନଦୀଗଣ କରତାଳି ଦିଅ!
    ପର୍ବତଗଣ ଏକ ସଙ୍ଗେ ଆନନ୍ଦ ଧ୍ୱନି କର।
ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କର।
    କାରଣ ସେ ଜଗତର ବିଗ୍ଭର କରିବା ପାଇଁ ଆସୁଛନ୍ତି।
ସେ ପୃଥିବୀର ଲୋକମାନଙ୍କୁ ଧର୍ମ ରୂପେ
    ବିଗ୍ଭର ଓ ନ୍ୟାୟ କରିବେ।

99 ସଦାପ୍ରଭୁଙ୍କ ଆଗରେ ଗାନ କର।
    ସେ ନ୍ୟାୟ ବିଗ୍ଭର ପାଇଁ ପୃଥିବୀକୁ ଆସୁଛନ୍ତି।
ସେ ତାଙ୍କର ଧାର୍ମିକତା ଏବଂ ନ୍ୟାୟ ସହିତ
    ପୃଥିବୀର ଲୋକମାନଙ୍କର ବିଗ୍ଭର କରିବେ।
ସଦାପ୍ରଭୁ ସିୟୋନରେ ମହାନ
    ଓ ସମସ୍ତ ଜାତିମାନଙ୍କର ନେତା ଅଟନ୍ତି।
ସମସ୍ତ ଜାତି ତୁମ୍ଭର ନାମର ପ୍ରଶଂସା
    ଓ ଭୟ କରନ୍ତୁ,
    ଏହା ପବିତ୍ର ଅଟେ।
ଶକ୍ତିଶାଳୀ ରାଜା ନ୍ୟାୟ ବିଗ୍ଭରକୁ ଭଲପା’ନ୍ତି।
    ହେ ପରମେଶ୍ୱର, ତୁମ୍ଭେ ନ୍ୟାୟ ସ୍ଥାପନ କରିଅଛ।
    ତୁମ୍ଭେ ଇସ୍ରାଏଲର ନ୍ୟାୟ ଓ ଯଥାର୍ଥ ସାଧନ କରିଅଛ।
ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର।
    ତାଙ୍କ ପବିତ୍ର ପାଦପୀଠରେ ଉପାସନା କର, ସେ ପବିତ୍ର ଅଟନ୍ତି।
ମୋଶା ଏବଂ ହାରୋଣ ତାଙ୍କର ଯାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ।
    ଶାମୁୟେଲ ଥିଲେ ଜଣେ ଯିଏକି, ପରମେଶ୍ୱରଙ୍କ ନାମ ନେଇ ପ୍ରାର୍ଥନା କରିଥିଲେ।
ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ
    ଏବଂ ସେ ସେମାନଙ୍କୁ ଉତ୍ତର ଦେଲେ।
ପରମେଶ୍ୱର ଉଚ୍ଚ ମେଘସ୍ତମ୍ଭ ମଧ୍ୟରୁ କହିଲେ,
    ସେମାନେ ତାଙ୍କର ଆଦେଶ ମାନିଲେ
    ଏବଂ ସେ ନିୟମ ବ୍ୟବସ୍ଥା ଦେଲେ।
ହେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ସେମାନଙ୍କ ପ୍ରାର୍ଥନାର ଉତ୍ତର ଦେଲ।
    ତୁମ୍ଭେ ସେମାନଙ୍କୁ ଦେଖାଇଲ ଯେ ତୁମ୍ଭେ ହିଁ କ୍ଷମାକାରୀ ପରମେଶ୍ୱର
    ଏବଂ ତୁମ୍ଭେ ସେମାନଙ୍କର କୁକର୍ମ ପାଇଁ ଦଣ୍ଡ ଦିଅ।
ତୁମ୍ଭେମାନେ ଆମ୍ଭମାନଙ୍କର ପରମେଶ୍ୱରଙ୍କର ପ୍ରଶଂସା କର।
    ତାଙ୍କର ପବିତ୍ର ପର୍ବତରେ ତାଙ୍କର ଉପାସନା କର।
    ପ୍ରକୃତରେ ସଦାପ୍ରଭୁ ଆମ୍ଭର ପରମେଶ୍ୱର ପବିତ୍ର ଅଟନ୍ତି।

ରୋମୀୟଙ୍କ ପ୍ରତି ପତ୍ର 16

ପାଉଲଙ୍କ କେତେକ ଅନ୍ତିମ କଥା

16 ମୁଁ, ତୁମ୍ଭକୁ କେଙ୍କ୍ରେୟା ନଗରୀର ମଣ୍ତଳୀର ବିଶେଷ ସେବିକା, ଆମ୍ଭର ଧର୍ମ ଭଉଣୀ ଫୈବୀଙ୍କୁ ସୁପାରିଶ କରୁଛି। ମୁଁ ତୁମ୍ଭକୁ କହୁଛି ତାହାଙ୍କୁ ପରମେଶ୍ୱରଙ୍କ ଲୋକମାନଙ୍କ ପରି ପ୍ରଭୁଙ୍କଠାରେ ଗ୍ରହଣ କର। ତୁମ୍ଭଠାରୁ ତାହାଙ୍କର ଯାହା ଦରକାର, ସେଗୁଡ଼ିକ ଦ୍ୱାରା ତାହାଙ୍କୁ ସାହାଯ୍ୟ କର। ସେ ମୋତେ ଓ ଅନ୍ୟ ଅନେକ ଲୋକଙ୍କୁ ବହୁତ ସାହାଯ୍ୟ କରିଛନ୍ତି।

ପ୍ରୀସ୍କା ଓ ଆକ୍ୱିଲାଙ୍କୁ ମୋର ନମସ୍କାର। ସେମାନେ ଖ୍ରୀଷ୍ଟ ଯୀଶୁଙ୍କ କାମରେ ମୋର ସହକର୍ମୀ ଅଟନ୍ତି। ସେମାନେ ମୋର ଜୀବନ ରକ୍ଷା ଲାଗି ନିଜ ଜୀବନକୁ ବିପଦରେ ପକାଇ ଥିଲେ। ମୁଁ ସେମାନଙ୍କ ପ୍ରତି କୃତଜ୍ଞ। କେବଳ ମୁଁ ନୁହେଁ ସମସ୍ତ ଅଣଯିହୂଦୀୟ ମଣ୍ତଳୀର ଲୋକମାନେ ମଧ୍ୟ ସେମାନଙ୍କ ପ୍ରତି କୃତଜ୍ଞ।

ତାଙ୍କ ଘରେ ହେଉଥିବା ମଣ୍ତଳୀକୁ ମଧ୍ୟ ନମସ୍କାର।

ମୋର ପ୍ରିୟ ବନ୍ଧୁ ଏପାଇନେତଙ୍କୁ ନମସ୍କାର। ସେ ସମଗ୍ର ଏସିଆ [a]ରେ ଖ୍ରୀଷ୍ଟଙ୍କୁ ଗ୍ରହଣ କରିବାରେ ପ୍ରଥମ ଲୋକ।

ମରିୟମଙ୍କୁ ନମସ୍କାର। ସେ ତୁମ୍ଭମାନଙ୍କ ପାଇଁ ବହୁତ କାମ କରିଛନ୍ତି।

ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର। ସେମାନେ ମୋର ଜ୍ଞାତି, ଓ ସେମାନେ ମୋ’ ସହିତ ବନ୍ଦୀ ହୋଇ କାରାଗାରରେ ଥିଲେ। ସେମାନେ ପରମେଶ୍ୱରଙ୍କ ଅତି ପ୍ରସିଦ୍ଧ କାର୍ଯ୍ୟକର୍ତ୍ତା [b] ଓ ମୋ’ଠାରୁ ପୂର୍ବରୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସୀ ଥିଲେ।

ପ୍ରଭୁଙ୍କଠାରେ ସ୍ଥିତ ମୋର ପ୍ରିୟ ମିତ୍ର ଆମ୍ପ୍ଲିୟାତାଙ୍କୁ ନମସ୍କାର। ଖ୍ରୀଷ୍ଟଙ୍କ ସେବା ବିଷୟରେ ଆମ୍ଭର ସହକର୍ମୀ ଉର୍ବାଣ ଓ ମୋର ପ୍ରିୟତମ ମିତ୍ର ଆରିସ୍ତାଖୁଙ୍କୁ ମୋର ନମସ୍କାର। 10 ଆପେଲ୍ଲାଙ୍କୁ ମୋର ନମସ୍କାର, ଯିଏ ଖ୍ରୀଷ୍ଟଙ୍କ ସେବାରେ ପରୀକ୍ଷିତ ଓ ପ୍ରମାଣିତ। ଆରିସ୍ତବୁଲଙ୍କ ପରିବାରଜନଙ୍କୁ ମୋର ନମସ୍କାର। 11 ମୋର ଜ୍ଞାତି ହେରୋଦିୟୋନଙ୍କୁ ମୋର ନମସ୍କାର। ନାର୍କିସଙ୍କ ପରିଜନମାନଙ୍କୁ ନମସ୍କାର ଯେଉଁମାନେ ପ୍ରଭୁଙ୍କର ଅଟନ୍ତି। 12 ପ୍ରଭୁଙ୍କର ପରିଶ୍ରମୀ କାର୍ଯ୍ୟକର୍ତ୍ତା କ୍ରୁଫେଣା ଓ କୁଫୋସାଙ୍କୁ ନମସ୍କାର। ମୋର ପ୍ରିୟ ପ୍ରଭୁଙ୍କ ସେବାରେ ପରିଶ୍ରମକାରିଣୀ ପର୍ଶିଙ୍କୁ ନମସ୍କାର।

13 ପ୍ରଭୁଙ୍କର ବିଶିଷ୍ଟ ସେବକ ରୂପେ ଓ ତାହାଙ୍କର ମାଙ୍କୁ ଯେ ମୋର ମାତା ଭଳି ତାହାଙ୍କୁ ମୋର ନମସ୍କାର।

14 ଅସୁଙ୍କ୍ରିତ, ଫ୍ଳେଗୋନ୍, ହର୍ମୀସ୍, ପାତ୍ରବା ଓ ହର୍ମାସ୍, ଏବଂ ସେମାନଙ୍କ ଭାଇମାନଙ୍କୁ ଯେଉଁମାନେ ସେମାନଙ୍କ ସହ ଅଛନ୍ତି ନମସ୍କାର।

15 ଫିଲଲଗ, ଯୁଲିୟା, ନୀରୂସ୍‌‌ ଓ ତାହାଙ୍କ ଭଉଣୀ, ଅଲୁମ୍ପା ଓ ସେମାନଙ୍କ ସହିତ ଥିବା ସମସ୍ତ ସାଧୁ-ସନ୍ଥମାନଙ୍କୁ ନମସ୍କାର।

16 ତୁମ୍ଭେମାନେ ସମସ୍ତେ ପବିତ୍ର ଚୁମ୍ବନ ଦେଇ ଏକଆରେକକୁ ଅଭିବାଦନ ଜଣାଅ।

ଖ୍ରୀଷ୍ଟଙ୍କର ସମସ୍ତ ମଣ୍ତଳୀ ବା ବିଶ୍ୱାସୀ ସମୂହ ତୁମ୍ଭମାନଙ୍କୁ ଅଭିବାଦନ ଜଣାଉଛନ୍ତି।

17 ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ କହିବାକୁ ଇଚ୍ଛାକରେ ଯେ, ଯେଉଁ ଲୋକମାନେ ତୁମ୍ଭ ଭିତରେ ଦଳଭେଦ ଓ ବିଘ୍ନ ଆଣିବା ପାଇଁ ଚେଷ୍ଟା କରୁଛନ୍ତି, ସେମାନଙ୍କଠାରୁ ସତର୍କ ରୁହ। ଲୋକମାନଙ୍କର ବିଶ୍ୱାସକୁ ଭାଙ୍ଗିବା ପାଇଁ ଚେଷ୍ଟା କରୁଥିବା ଲୋକମାନଙ୍କଠାରୁ ସତର୍କ ରୁହ। ଏଭଳି ଲୋକେ ତୁମ୍ଭେ ଗ୍ରହଣ କରିଥିବା ପ୍ରକୃତ ଶିକ୍ଷା ବିରୁଦ୍ଧରେ ଥା’ନ୍ତି। 18 ଏହି ଲୋକମାନଙ୍କଠାରୁ ଦୂରରେ ରୁହ। ଏଭଳି ଲୋକେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ସେବା ନ କରି କେବଳ ନିଜ ସୁଖରେ ମାତି ଥା’ନ୍ତି। ସେମାନେ ଆକର୍ଷଣୀୟ ଓ ସୁନ୍ଦର କଥା କହି ଲୋକମାନଙ୍କୁ ବୋକା କରନ୍ତି ଓ ଯେଉଁମାନେ ମନ୍ଦ ବିଷୟରେ ଜାଣି ନାହାନ୍ତି, ସେମାନଙ୍କୁ ଭୁଲାନ୍ତି। 19 ତୁମ୍ଭେମାନେ ବାଧ୍ୟ ହୁଅ; ସମସ୍ତେ ଏହା ଶୁଣିଛନ୍ତି। ମୁଁ ତୁମ୍ଭମାନଙ୍କ ପାଇଁ ବହୁତ ଖୁସୀ। କିନ୍ତୁ ମୁଁ ଇଚ୍ଛାକରେ ଯେ ତୁମ୍ଭେମାନେ ଭଲ ପାଇଁ ବୁଦ୍ଧିମାନ ହୋଇ ରୁହ ଓ ମନ୍ଦ ବିଷୟ ଜାଣିବା ପାଇଁ ଚେଷ୍ଟା କର ନାହିଁ।

20 ଶାନ୍ତିର ସ୍ରୋତ ପରମେଶ୍ୱର ଶୀଘ୍ର ଶୟତାନକୁ ହରାଇବେ ଓ ତା’ ଉପରେ ତୁମ୍ଭମାନଙ୍କୁ ଶକ୍ତି ପ୍ରଦାନ କରିବେ।

ଆମ୍ଭର ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହିତ ରହୁ।

21 ମୋର ସହକାରୀ ତୀମଥି ଓ ମୋର ସ୍ୱଜାତୀୟ ଯିହୂଦୀମାନେ ଲୂକିୟ, ଯାସୋନ୍ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।

22 ଏହି ପତ୍ରର ଲେଖକ ମୁଁ ତର୍ତ୍ତିୟ [c] ଅଟେ। ମୁଁ ମଧ୍ୟ ତୁମ୍ଭମାନଙ୍କୁ ପ୍ରଭୁଙ୍କ ନାମରେ ନମସ୍କାର କରୁଅଛି।

23 ମୋତେ ଓ ସମଗ୍ର ମଣ୍ତଳୀକୁ ଆତିଥ୍ୟ ପ୍ରଦାନ କରିଥିବା ଗାୟ ତୁମ୍ଭମାନଙ୍କୁ ପ୍ରଣାମ ଜଣାଉଛନ୍ତି। ଏରାଷ୍ଟ ନାମକ, ଏହି ନଗରର କୋଷାଧ୍ୟକ୍ଷ ଓ କ୍ୱାର୍ତ୍ତ ନାମକ ଜଣେ ଭାଇ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି। 24 [d]

25 ପରମେଶ୍ୱର ହିଁ ତୁମ୍ଭକୁ ଦୃଢ଼ କରି ପାରନ୍ତି। ମୁଁ ତୁମ୍ଭମାନଙ୍କୁ ଦୃଢ଼ ଦେବା ପାଇଁ ଯେଉଁ ସମାଗ୍ଭର ପ୍ରଗ୍ଭର କରୁଛି ସେହି ସତ୍ୟ ସୃଷ୍ଟି ଆରମ୍ଭରୁ ଗୁପ୍ତ ଭାବରେ ଥିଲା। 26 ପରମେଶ୍ୱର ତାହାକୁ ପ୍ରକାଶିତ କରିବା ପାଇଁ ଆଦେଶ ଦେଇଛନ୍ତି। ଏହି ଗୁପ୍ତ ସତ୍ୟ ଏବେ ଆମ୍ଭକୁ ଓ ସମସ୍ତଙ୍କୁ ଜ୍ଞାତ କରାଯାଇଛି। ଭବିଷ୍ୟ‌ଦ୍‌ବକ୍ତାମାନଙ୍କର ଲେଖା ଦ୍ୱାରା ତାହା ପ୍ରକାଶିତ ହେଲା। ଏହା ଦ୍ୱାରା ସମସ୍ତ ଲୋକମାନଙ୍କର ପରମେଶ୍ୱରଙ୍କ ପାଇଁ ବିଶ୍ୱାସ ଓ ଆଜ୍ଞାକାରିତା ବଢ଼ି ପାରିବ। 27 ଯୀଶୁ ଖ୍ରୀଷ୍ଟଙ୍କ ଜରିଆରେ ଏକ ମାତ୍ର ଜ୍ଞାନବାନ ପରମେଶ୍ୱରଙ୍କର ମହିମା ଅନନ୍ତ କାଳ ପାଇଁ ବ୍ୟାପ୍ତ ରହୁ। ଆମେନ୍।

Oriya Bible: Easy-to-Read Version (ERV-OR)

2010 by World Bible Translation Center