Print Page Options
Previous Prev Day Next DayNext

Old/New Testament

Each day includes a passage from both the Old Testament and New Testament.
Duration: 365 days
Oriya Bible: Easy-to-Read Version (ERV-OR)
Version
ଗୀତସଂହିତା 110-112

ଦାଉଦଙ୍କର ଏକ ପ୍ରଶଂସାପୂର୍ଣ୍ଣ ଗୀତ।

110 ସଦାପ୍ରଭୁ ମୋର ପ୍ରଭୁଙ୍କୁ କହିଲେ,
    “ମୋ’ ସହିତ ମୋର ଦକ୍ଷିଣ ପାଖରେ ବସ।
    ଆମ୍ଭେ ତୁମ୍ଭ ଶତ୍ରୁଗଣଙ୍କୁ ତୁମ୍ଭର ପାଦପୀଠ କରିବା ପର୍ଯ୍ୟନ୍ତ।”

ସଦାପ୍ରଭୁ ତୁମ୍ଭର ରାଜ୍ୟ ସିୟୋନରୁ ବଢ଼ାଇବେ,
    ଯେପରିକି ତୁମ୍ଭେ ଶତ୍ରୁଗଣର ରାଜ୍ୟକୁ ଶାସନ କର।
ତୁମ୍ଭ ପରାକ୍ରମର ଦିନରେ,
    ଯେତେବେଳେ ତୁମ୍ଭର ସୈନ୍ୟବାହିନୀ ଏକତ୍ର ହେବେ,
ତୁମ୍ଭ ଲୋକମାନେ ସ୍ୱଇଚ୍ଛାରେ ମିଶିବେ।
    ପବିତ୍ର ପର୍ବତ ଉପରେ ଅତି ପ୍ରଭାତରେ ସେମାନେ ମିଳିତ ହେବେ।
ସେହି ସମସ୍ତ ଯୁବକ ତୁମ୍ଭ ଗ୍ଭରିପଟେ ପଡ଼ିଆରେ
    କାକର ଟୋପା ପରି ବେଢ଼ି ରହିବେ।

ସଦାପ୍ରଭୁ ପ୍ରତିଜ୍ଞା କଲେ,
    ସେ ତାଙ୍କର ମନ ପରିବର୍ତ୍ତନ କରିବେ ନାହିଁ।
“ଯାଜକ ମ‌ଲ୍‌କୀଷେଦକଙ୍କ ପରି
    ତୁମ୍ଭେ ଅନନ୍ତକାଳୀନ ଯାଜକ ହେବ।”

ମୋର ପ୍ରଭୁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି।
    ଯେତେବେଳେ ସେ କୋପ କରିବେ, ଅନ୍ୟ ରାଜାମାନଙ୍କୁ ପରାସ୍ତ କରିବେ।
ପରମେଶ୍ୱର ଦେଶଗୁଡ଼ିକର ବିଗ୍ଭର କରିବେ।
    ଏହି ଭୂମିସବୁ ମୃତ ଦେହରେ ଆଚ୍ଛାଦିତ ହେବ।
    ସେ ପୃଥିବୀର ଶକ୍ତିଶାଳୀ ନେତାମାନଙ୍କୁ ଧ୍ୱଂସ କରିବେ।

ରାଜାମାନେ ପଥ ମଧ୍ୟରେ ଥିବା ଝରଣାରୁ ଜଳପାନ କରିବେ
    ଏବଂ ଏହି ହେତୁ ସେ ଆପଣା ମସ୍ତକ ଉଠାଇବେ ଏବଂ ଶକ୍ତିଶାଳୀ ହେବେ।

111 ସଦାପ୍ରଭୁଙ୍କର ପ୍ରଶଂସା କର।

ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ
    ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।
ସଦାପ୍ରଭୁ ଆଶ୍ଚର୍ଯ୍ୟ କର୍ମମାନ କରନ୍ତି।
    ଯେଉଁମାନେ ତାଙ୍କୁ ଗ୍ଭହାନ୍ତି ସେମାନେ ସମସ୍ତେ ଆଗ୍ରହରେ ଅପେକ୍ଷା କରନ୍ତି।
ପରମେଶ୍ୱର ବାସ୍ତବରେ ଗୌରବପୂର୍ଣ୍ଣ ଓ ଆଶ୍ଚର୍ଯ୍ୟଜନକ କାର୍ଯ୍ୟମାନ କରନ୍ତି
    ଓ ତାଙ୍କର ଉତ୍ତମତା ଅନନ୍ତକାଳସ୍ଥାୟୀ।
ସେ ଆପଣାର ଆଶ୍ଚର୍ଯ୍ୟ କର୍ମମାନ ସବୁ ସ୍ମରଣ କରାଇଛନ୍ତି।
    ସଦାପ୍ରଭୁ ହେଉଛନ୍ତି ଦୟାଳୁ ଓ କରୁଣାମୟ।
ଯେଉଁମାନେ ତାଙ୍କୁ ଭୟ କରନ୍ତି ଏବଂ ସମ୍ମାନ ଦିଅନ୍ତି ସେ ସେମାନଙ୍କୁ ଖାଦ୍ୟ ଦିଅନ୍ତି।
    ସେ ସଦାକାଳ ଆପଣା ଚୁକ୍ତି ସ୍ମରଣ କରନ୍ତି।
ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ
    ତାଙ୍କର ଶକ୍ତିର ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇଥିଲେ।
ତାହାଙ୍କ ଦ୍ୱାରା ହୋଇଥିବା ଆଜ୍ଞାସବୁ ସତ୍ୟ
    ଓ ତାଙ୍କର ନିୟମସବୁ ବିଶ୍ୱାସ ଯୋଗ୍ୟ।
ପରମେଶ୍ୱରଙ୍କର ନିର୍ଦ୍ଦେଶ ଅନନ୍ତ କାଳସ୍ଥାୟୀ।
    ତାଙ୍କର ଆଜ୍ଞା ବିଶ୍ୱସ୍ତତା ଓ ସରଳତାରେ ସାଧିତ କରାଯାଏ।
ପରମେଶ୍ୱର ତାଙ୍କର ଲୋକମାନଙ୍କୁ ରକ୍ଷା କଲେ।
    ସେ ଗୋଟିଏ ଚୁକ୍ତି କଲେ ଏବଂ ଏହା ଅନନ୍ତକାଳସ୍ଥାୟୀ ହୋଇ ରହିଲା।
    ତାଙ୍କର ନାମ ପବିତ୍ର ଏବଂ ଭୟଙ୍କର।
10 ଜ୍ଞାନ ପରମେଶ୍ୱରଙ୍କ ପ୍ରତି ଭୟ ଓ ସମ୍ମାନରୁ ଆରମ୍ଭ ହୁଏ।
    ଯେଉଁମାନେ ତାଙ୍କର ଆଦେଶ ପାଳନ କରନ୍ତି, ସେମାନେ ଜ୍ଞାନୀ ଅଟନ୍ତି।
    ତାହାଙ୍କ ପ୍ରଶଂସା ସଦାକାଳ ପାଇଁ ଗାନ କରାଯିବ।

112 ସଦାପ୍ରଭୁଙ୍କର ପ୍ରଶଂସା କର।

ଯେଉଁ ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ, ସେମାନେ ସମ୍ମାନରେ ଭାଗ୍ୟବାନ୍ ହୁଅନ୍ତି,
    ଯିଏକି ତାଙ୍କର ଆଦେଶ ପାଳନ କରିବାରେ ବହୁତ ବିଶ୍ୱସ୍ତ ହୋଇଥାଏ,
ତା’ର ବଂଶଧର ଭୂପୃଷ୍ଠରେ ବିକ୍ରମଶାଳୀ ହେବେ।
    ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହେବେ।
ସେହି ଲୋକର ପରିବାର ଧନଶାଳୀ ହେବେ
    ଏବଂ ତା’ର ଧର୍ମ ଚିରକାଳସ୍ଥାୟୀ ହେବ।
ଧାର୍ମିକ ଲୋକଙ୍କ ପ୍ରତି ପରମେଶ୍ୱର ଅନ୍ଧକାରରେ ଆଲୋକ ସଦୃଶ୍ୟ।
    ସେ କୃପାମୟ, ସ୍ନେହଶୀଳ ଓ ଧାର୍ମିକ।
ଦରକାର ବେଳେ ଋଣ ଦେବା ଏବଂ ଉଧାର ହେବା, ଏହା ଗୋଟିଏ ଲୋକର ଭଲ ଗୁଣ।
    କୌଣସି ବ୍ୟକ୍ତି ନିଜର ବ୍ୟାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।
ସେହି ଲୋକ କଦାପି ବିଚଳିତ ହେବ ନାହିଁ।
    ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ।
    ସେହି ଲୋକ ସୁସ୍ଥିର ହେବ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ୱାସ କରେ।
ସେହି ଲୋକ ସୁସ୍ଥିର ଥାଏ।
    ସେ କେବେ ଭୟ କରେ ନାହିଁ।
    ସେ ତା’ର ଶତ୍ରୁମାନଙ୍କୁ ପରାସ୍ତ ହେବାର ଦେଖିବ।
ଯେଉଁ ଲୋକ ମୁକ୍ତ ଭାବରେ ଦିନହୀନମାନଙ୍କୁ ଦାନ କରେ,
    ତା’ର ଧର୍ମ ଏକ। ଚିରକାଳସ୍ଥାୟୀ।
    ସେ ବିଜୟ ଏବଂ ସମ୍ମାନ ପାଇବ।
10 ଦୁଷ୍ଟ ଲୋକ ଏହା ଦେଖି କ୍ରୋଧ କରିବେ।
    ସେମାନେ ରାଗରେ ଦାନ୍ତ କଡ଼ମଡ଼ କରିବେ।
କିନ୍ତୁ ଏହା ପରେ ସେମାନେ ଅଦୃଶ୍ୟ ହେବେ।
    ଦୁଷ୍ଟ ଲୋକମାନଙ୍କର ଇଚ୍ଛା କଦାପି ପୂର୍ଣ୍ଣ ହେବ ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 5

ମଣ୍ଡଳୀରେ ନୈତିକ ସମସ୍ୟା

ଲୋକେ ପ୍ରକୃତରେ କହୁଛନ୍ତି ଯେ, ତୁମ୍ଭମାନଙ୍କ ଭିତରେ ଯୌନଗତ ପାପ ଅଛି। ଏହି ପାପ ଏପରିକି ପରମେଶ୍ୱରଙ୍କୁ ନ ଜାଣିଥିବା ଲୋକମାନଙ୍କଠାରେ ମଧ୍ୟ ଏହା ହୁଏ ନାହିଁ। ଲୋକେ କହୁଛନ୍ତି ଯେ, ଜଣେ ଲୋକ ନିଜ ବାପାର ସ୍ତ୍ରୀ ସହିତ ବାସ କରୁଛି, ତଥାପି ମଧ୍ୟ ତୁମ୍ଭେମାନେ ଏହିସବୁ ପାଇଁ ଗର୍ବୀ। ତୁମ୍ଭେମାନେ ଏଥିପାଇଁ ଦୁଃଖିତ ହେବା ଉଚିତ୍। ଯିଏ ଏପରି ବ୍ୟଭିଗ୍ଭର କରିଛି, ତାହାକୁ ତୁମ୍ଭ ଦଳରୁ ବାହାର କରି ଦେବା ଉଚିତ୍। ମୁଁ ସ୍ୱଶରୀରରେ ତୁମ୍ଭମାନଙ୍କ ପାଖରେ ନାହିଁ କିନ୍ତୁ ଆତ୍ମାରେ ତୁମ୍ଭମାନଙ୍କ ସହିତ ଅଛି, ଓ ଯେଉଁ ଲୋକ ଏହି ପାପକର୍ମ କରିଛି, ମୁଁ ତୁମ୍ଭ ସହିତ ଥିଲେ ତାହାର ଯେପରି ବିଗ୍ଭର କରିଥା’ନ୍ତି, ସେହିପରି ମୁଁ ବିଗ୍ଭର କରି ସାରିଛି। ଆମ୍ଭର ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭେମାନେ ଏକତ୍ର ହୁଅ। ମୁଁ ଆତ୍ମିକ ଭାବରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ ଥିବି ଓ ତୁମ୍ଭେମାନେ ପ୍ରଭୁ ଯୀଶୁଙ୍କ ଶକ୍ତିରେ ଏହି ଲୋକକୁ ଶୟତାନ ହସ୍ତରେ ସମର୍ପଣ କରିଦିଅ, ଯଦ୍ଦ୍ୱାରା ତା’ର ପାପର ଶରୀର ନଷ୍ଟ ହୋଇଯିବ। ତା’ହେଲେ ତା’ର ଆତ୍ମା ପ୍ରଭୁଙ୍କ ଦିନରେ ରକ୍ଷା ପାଇ ପାରିବ।

ତୁମ୍ଭମାନଙ୍କ ଗର୍ବ ଓ ଅହଂଙ୍କାର ଭଲ ନୁହେଁ। ତୁମ୍ଭେମାନେ ଏହି ଉକ୍ତି ବିଷୟରେ ଜାଣିଛ ଯେ, “ଅଳ୍ପ ଟିକିଏ ଖମୀର ସମସ୍ତ ଗୋଳାମଇଦାକୁ ଫୁଲାଇ ଦିଏ।” ତୁମ୍ଭେମାନେ ସମ୍ପୂର୍ଣ୍ଣ ଭାବେ ନୂତନ ଗୁଳା ହେବାଲାଗି ତୁମ୍ଭମାନଙ୍କ ଭିତରେ ଥିବା ପୁରୁଣା ଖମୀରକୁ ସମ୍ପୂର୍ଣ୍ଣ ଭାବେ ବାହାର କରି ଦିଅ। ତୁମ୍ଭେମାନେ ସେହି ଖମୀରଶୂନ୍ୟ ନିସ୍ତାରପର୍ବର ରୋଟୀ [a] ହଁ ଖ୍ରୀଷ୍ଟ ଆମ୍ଭର ନିସ୍ତାରପର୍ବ ସୂଚକ ମେଣ୍ଢା ଯେ କି ଆମ୍ଭ ପାଇଁ ବଳି ହୋଇ ଯାଇଛନ୍ତି। ଅତଏବ, ଆସ ଆମ୍ଭେମାନେ ନିସ୍ତାରପର୍ବର ରୋଟୀକୁ ଭୋଜନ କରିବା କିନ୍ତୁ ସେହି ପୁରୁଣା ଖମୀରଯୁକ୍ତ ରୋଟୀ ନୁହେଁ। ସେହି ପୁରୁଣା ଖମୀର ପାପ ଓ ମନ୍ଦର ଖମୀର। କିନ୍ତୁ ଆସ ସେହି ରୋଟୀ ଖାଇବା ଯେଉଁଥିରେ ଖମୀର ମିଶା ହୋଇ ନ ଥାଏ। ଏହି ରୋଟୀ ଉତ୍ତମ ଓ ସତ୍ୟର ରୋଟୀ।

ମୋର ପୂର୍ବ ପତ୍ରରେ ମୁଁ ଲେଖିଥିଲି ଯେ, ତୁମ୍ଭେମାନେ ଯୌନଗତ ପାପ କରିଥିବା ଲୋକଙ୍କ ସହିତ ସମ୍ପର୍କ ରଖିବ ନାହିଁ। 10 କିନ୍ତୁ ମୋର କହିବା ଅର୍ଥ ନ ଥିଲା ଯେ, ଜଗତର ପାପୀମାନଙ୍କ ସହିତ ତୁମ୍ଭେମାନେ ସମ୍ପର୍କ କାଟି ଦେବ। ଜଗତର ସେହି ଲୋକମାନେ ଯୌନଗତ ପାପ କରନ୍ତି, ଯେଉଁମାନେ ସ୍ୱାର୍ଥପର ସେମାନେ ମୂର୍ତ୍ତିପୂଜକ ଏମାନଙ୍କ ସହିତ ସମ୍ପର୍କ ନ ରଖିବା ଅର୍ଥ ହେବ, ଏହି ସଂସାରରୁ ଆମ୍ଭକୁ ବାହାରି ଯିବାକୁ ପଡ଼ିବ। 11 ମୋର ଲେଖିବାର ଅର୍ଥ ଥିଲା, ଯେ ଯେଉଁ ଲୋକ ନିଜକୁ ଖ୍ରୀଷ୍ଟଙ୍କର ଭାଇ ବୋଲି ଘୋଷଣା କରି ଏବେ ମଧ୍ୟ ଯୌନଗତ ପାପ କରୁଛି କିଅବା ସ୍ୱାର୍ଥ, ମୂର୍ତ୍ତିପୂଜକ, ଲୋକମାନଙ୍କୁ ମନ୍ଦ କଥା କୁହେ, କିମ୍ବା ମଦୁଆ କି ଲୋକମାନଙ୍କୁ ଠକୁଛି। ସେହିଭଳି ଲୋକମାନଙ୍କ ସହିତ ସମ୍ପର୍କ ରଖିବ ନାହିଁ। ଏହିପରିକି ଏଭଳି ଲୋକ ସହିତ ବସି ଭୋଜନ ମଧ୍ୟ ଗ୍ରହଣ କର ନାହିଁ।

12-13 ଯେଉଁମାନେ କୌଣସି ମଣ୍ଡଳୀର ସଭ୍ୟ ନୁହନ୍ତି, ସେମାନଙ୍କ ବିଗ୍ଭର କରିବା ଉଚିତ୍ ନୁହେଁ। ପରମେଶ୍ୱର ସେମାନଙ୍କର ବିଗ୍ଭର କରିବେ। କିନ୍ତୁ ଯେଉଁମାନେ ମଣ୍ଡଳୀର ସଭ୍ୟ ଅଟନ୍ତି, ତୁମ୍ଭେ ସେମାନଙ୍କର ବିଗ୍ଭର କର। ଶାସ୍ତ୍ର କୁହେ “ତୁମ୍ଭେମାନେ ନିଜ ଦଳରୁ ମନ୍ଦ ଲୋକକୁ ଅଲଗା କରିଦିଅ।” [b]

Oriya Bible: Easy-to-Read Version (ERV-OR)

2010 by World Bible Translation Center