Old/New Testament
ଆରୋହଣ ଗୀତ।
132 ସଦାପ୍ରଭୁ, ଦାଉଦଙ୍କର ସପକ୍ଷରେ ତାଙ୍କର ସମସ୍ତ ମହାନ କାର୍ଯ୍ୟକୁ ସ୍ମରଣ କର।
2 ଏବଂ ସ୍ମରଣ କର, କିପରି ସେ ସଦାପ୍ରଭୁଙ୍କଠାରେ ଶପଥ ନେଲେ,
ଦାଉଦ ଯାକୁବର ଶକ୍ତିମାନ ପରମେଶ୍ୱରଙ୍କଠାରେ ଏକ ବିଶେଷ ପ୍ରତିଜ୍ଞା କଲେ।
3 “ସଦାପ୍ରଭୁଙ୍କ ପାଇଁ ମୁଁ ଏକ ପବିତ୍ର ଗୃହ ନ ପାଇବା ପର୍ଯ୍ୟନ୍ତ
ସର୍ବଶକ୍ତିମାନ ଯାକୁବର ପରମେଶ୍ୱରଙ୍କ ପାଇଁ ଏକ ତମ୍ବୁ କରିବି।
4 ମୁଁ ଶୟନ କରିବି ନାହିଁ।
ମୁଁ ମୋର ଚକ୍ଷୁକୁ ବିଶ୍ରାମ ଦେବି ନାହିଁ।
5 ମୁଁ ମୋର ଗୃହକୁ ଯିବି ନାହିଁ
ଏବଂ ମୁଁ ମୋ’ ବିଛଣାରେ ରହିବି ନାହିଁ।”
6 ଦେଖ ଆମ୍ଭେମାନେ ଇଫ୍ରାଥାରେ ନିୟମ-ସିନ୍ଦୁକ ବିଷୟରେ ଶୁଣିଲୁ।
ଆମ୍ଭେମାନେ ବିନମ୍ର କ୍ଷେତ୍ରରେ ଏହାକୁ ପାଇଲୁ।
7 ଗ୍ଭଲ ସେହି ପବିତ୍ର ତମ୍ବୁକୁ ଯିବା।
ଆମ୍ଭେ ତାଙ୍କ ପାଦପୀଠରେ ଉପାସନା କରିବା।
8 ସଦାପ୍ରଭୁ, ଉଠ ଏବଂ ତୁମ୍ଭର ବିଶ୍ରାମ ସ୍ଥାନକୁ ଯାଅ,
ସିନ୍ଦୁକ ସହିତ ଯାଅ, ତାହା ତୁମ୍ଭର ଶକ୍ତିକୁ ପ୍ରଦର୍ଶନ କରେ।
9 ସଦାପ୍ରଭୁ ତୁମ୍ଭର ଯାଜକମାନେ ବିଜୟ ପରିହିତ ହୁଅନ୍ତୁ
ଏବଂ ତୁମ୍ଭ ଅନୁସରଣକାରୀମାନେ ବହୁତ ଆନନ୍ଦରେ ପାଟି କରନ୍ତୁ।
10 ତୁମ୍ଭ ଦାସ ଦାଉଦଙ୍କ ସକାଶୁ
ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ପରିତ୍ୟାଗ କର ନାହିଁ।
11 ସଦାପ୍ରଭୁ ଦାଉଦଙ୍କୁ ପ୍ରତିଜ୍ଞା କଲେ, ତାଙ୍କ ପ୍ରତି ବିଶ୍ୱାସର ଗୋଟିଏ ଶପଥ କଲେ,
“ଆମ୍ଭେ ତୁମ୍ଭର ବଂଶରୁ ଜଣକୁ ସବୁଦିନ ପାଇଁ ରାଜସିଂହାସନରେ ଅଧିଷ୍ଠିତ କରିବା।
12 “ଦାଉଦ, ଯଦି ତୁମ୍ଭର ଉତ୍ତରାଧିକାରୀଗଣ ଆମ୍ଭର ନିୟମକୁ ଓ ଆମ୍ଭେ ଯେଉଁ ବ୍ୟବସ୍ଥା ଶିକ୍ଷା ସେମାନଙ୍କୁ ଦିଏ ସେଗୁଡ଼ିକୁ ମାନନ୍ତି,
ତେବେ ତୁମ୍ଭ ପରିବାରରୁ କେହିଜଣେ ସବୁଦିନ ରାଜା ହୋଇ ରହିବି।”
13 ସଦାପ୍ରଭୁ ସିୟୋନକୁ ତାଙ୍କର ମନ୍ଦିର ପାଇଁ ବାଛିଲେ।
ଓ ସେ ସେହି ସ୍ଥାନକୁ ଆପଣା ବାସସ୍ଥାନ ପାଇଁ ମନୋନୀତ କଲେ।
14 ସଦାପ୍ରଭୁ କହିଲେ, “ଏହା ଚିରକାଳ ମୋର ବିଶ୍ରାମସ୍ଥାନ ହେବ।
ଏହା ହେଉଛି ଗୋଟିଏ ସ୍ଥାନ ଯେଉଁଥିରେ ଆମ୍ଭେ ସିଂହାସନରେ ବସିବାକୁ ଗ୍ଭହୁଁ।
15 ଆମ୍ଭେ ସେହି ସହରର ଖାଦ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା।
ଏପରିକି ସେଠାକାର ଗରିବମାନେ ମଧ୍ୟ ପ୍ରଚୁର ଖାଦ୍ୟ ପାଇବେ।
16 ଆମ୍ଭେ ତାଙ୍କର ଯାଜକଗଣଙ୍କୁ ହିଁ ପରିତ୍ରାଣ ରୂପକ ବସ୍ତ୍ର ପିନ୍ଧାଇବା
ଓ ଆମ୍ଭର ଅନୁଗାମୀମାନେ ଆନନ୍ଦରେ ଧ୍ୱନି କରିବେ।
17 ଏହା ଗୋଟିଏ ଜାଗା ଯେଉଁଠାରେ କି ଆମ୍ଭେ ଦାଉଦଙ୍କର ପରିବାରକୁ ଶକ୍ତିଶାଳୀ କରିବା।
ଆମ୍ଭେ ଆପଣା ବଚ୍ଛାଯାଇଥିବା ରାଜାଙ୍କ ପ୍ରଦୀପ ଜଳିବାକୁ କେବେହେଲେ ନିବୃତ୍ତ କରିବା ନାହିଁ।
18 ତାଙ୍କର ଶତ୍ରୁଗଣଙ୍କୁ ଲଜ୍ଜାରେ ଆଚ୍ଛାଦିତ କରିବା,
କିନ୍ତୁ ତାଙ୍କ ମୁଣ୍ଡ ଉପରେ ଚକ୍ଚକ୍ କରୁଥିବା ରାଜମୁକୁଟ ଶୋଭା ପାଇବ।”
ଦାଉଦଙ୍କ ରଚିତ ଏକ ଆରୋହଣ ଗୀତ।
133 ଏହା କେଡ଼େ ଭଲ ଓ ବଡ଼ ଆନନ୍ଦର କଥା
ଯେତେବେଳେ ସବୁ ଭାଇମାନେ ଏକତ୍ର ଜୀବନଯାପନ କରନ୍ତି।
2 ଏହା ହାରୋଣଙ୍କର ମସ୍ତରେ ବହୁମୂଲ୍ୟ ତୈଳ ସ୍ୱରୂପ
ଯାହା ତାଙ୍କ ଦାଢ଼ି ବାଟେ ବହି ତାହାଙ୍କ ବସ୍ତ୍ରାଞ୍ଚଳରେ ପଡ଼େ।
3 ଏହା ହର୍ମୋଣ ପର୍ବତରୁ ସିୟୋନ ପର୍ବତ ଉପରେ ପଡ଼ୁଥିବା ମୃଦୁ ବୃଷ୍ଟି ତୁଲ୍ୟ।
ସେହିଠାରେ ସଦାପ୍ରଭୁ ଚିରଦିନ ପାଇଁ ଆଶୀର୍ବାଦ କରିବାର ଆଦେଶ ଦେଇଛନ୍ତି।
ଆରୋହଣ ଗୀତ।
134 ହେ ସଦାପ୍ରଭୁଙ୍କର ସମସ୍ତ ଦାସଗଣ, ଯେଉଁମାନେ ରାତିସାରା ତାଙ୍କର ମନ୍ଦିରରେ ତାଙ୍କର ସେବା କରନ୍ତି,
ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତୁ!
2 ତୁମ୍ଭର ହାତ ମନ୍ଦିର ଆଡ଼କୁ ଉଠାଅ
ଏବଂ ସଦାପ୍ରଭୁଙ୍କର ପ୍ରଶଂସା କର।
3 ସ୍ୱର୍ଗ ଓ ପୃଥିବୀର ନିର୍ମାଣକର୍ତ୍ତା,
ସିୟୋନରୁ ତୁମ୍ଭଙ୍କୁ ଆଶୀର୍ବାଦ କରନ୍ତୁ।
ପ୍ରଭୁଭୋଜ
17 ବର୍ତ୍ତମାନ ମୁଁ ଯେଉଁ ବିଷୟରେ ତୁମ୍ଭମାନଙ୍କୁ କହୁଛି, ସେଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁ ନାହିଁ। ତୁମ୍ଭମାନଙ୍କର ସମବେତ ସଭାଗୁଡ଼ିକ ତୁମ୍ଭମାନଙ୍କ ମଙ୍ଗଳ କରିବା ପରିବର୍ତ୍ତେ କ୍ଷତିକାରକ ହେଉଛି। 18 ପ୍ରଥମେ ମୁଁ ଶୁଣିଛି ଯେ, ତୁମ୍ଭେମାନେ ମଣ୍ଡଳୀ ସଭାରେ ସମବେତ ହେଲାବେଳେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟେ। 19 କେତେକାଂଶରେ ମୁଁ ଏହାକୁ ବିଶ୍ୱାସ କରେ। ତୁମ୍ଭମାନଙ୍କ ମଧ୍ୟରେ ମତଭେଦ ହେବା ଆବଶ୍ୟକ କାରଣ ଏହା ଦ୍ୱାରା ଯେଉଁମାନଙ୍କ ମତ ଠିକ୍ ତାହା ସ୍ପଷ୍ଟ ରୂପେ ଜଣାଯିବ।
20 ଅତଏବ, ତୁମ୍ଭେମାନେ ଯେତେବେଳେ ମଣ୍ଡଳୀରେ ସମବେତ ହୁଅ, ତୁମ୍ଭେମାନେ ପ୍ରକୃତରେ ପ୍ରଭୁଭୋଜ [a] ପାଳନ କରି ନ ଥାଅ। 21 କାରଣ ତୁମ୍ଭେମାନେ ଖାଇଲା ବେଳେ ଅନ୍ୟମାନଙ୍କ ପାଇଁ ଅପେକ୍ଷା ନ କରି ନିଜ ନିଜର ଭୋଜ ଖାଅ। ଫଳତଃ, କେହି କେହି ଯଥେଷ୍ଟ ଖାଇବା ଓ ପିଇବାକୁ ପାଆନ୍ତି ନାହିଁ, ଅପରପକ୍ଷରେ ଅନ୍ୟମାନେ ଅତ୍ୟଧିକ ଖାଇପିଇ ମାତାଲ ହୋଇଯା’ନ୍ତି। 22 ତୁମ୍ଭେମାନେ ନିଜ ନିଜର ଘରେ ଖାଇ ପିଇ ପାରିବ। ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କ ମଣ୍ଡଳୀର ଯେପରି ଗୁରୁତ୍ୱ ନାହିଁ, ଏହି କାର୍ଯ୍ୟରୁ ଜଣାପଡ଼େ। ତୁମ୍ଭେମାନେ ଦରିଦ୍ର ଲୋକଙ୍କୁ ଲଜ୍ଜା ଦେଉଛ। ମୁଁ ତୁମ୍ଭମାନଙ୍କୁ କ’ଣ ବା କହିବି? ଏହି କାମ ପାଇଁ କ’ଣ ମୁଁ ତୁମ୍ଭମାନଙ୍କ ପ୍ରଶଂସା କରିବି? ନା। ଏଥିପାଇଁ ମୁଁ ତୁମ୍ଭମାନଙ୍କୁ ପ୍ରଶଂସା କରିବି ନାହିଁ।
23 ଯେଉଁ ଶିକ୍ଷା ମୁଁ ପ୍ରଭୁଙ୍କଠାରୁ ଗ୍ରହଣ କରିଥିଲି, ସେହି ସମାନ ଶିକ୍ଷା ତୁମ୍ଭମାନଙ୍କୁ ଦେଲି। ଯେଉଁ ରାତ୍ରିରେ ଯୀଶୁଙ୍କୁ ହତ୍ୟା କରିବା ପାଇଁ ଧରାଇ ଦିଆଯାଇଥିଲା। ସେହି ରାତ୍ରିରେ ସେ ରୋଟୀ ନେଲେ ଓ ତା’ ପାଇଁ ଧନ୍ୟବାଦ ଦେଇଥିଲେ। 24 ତା’ପରେ ସେହି ରୋଟୀକୁ ଛିଣ୍ଡାଇ ସେ କହିଲେ: “ଏହା ତୁମ୍ଭମାନଙ୍କ ନିମନ୍ତେ ମୋର ଶରୀର। ମୋତେ ସ୍ମରଣ କରିବା ପାଇଁ ତୁମ୍ଭେମାନେ ଏହା କର।” 25 ସେହିପରି ସେମାନେ ଖାଇ ସାରିଲା ପରେ, ସେ ପାନପାତ୍ର ନେଲେ ଓ କହିଲେ: “ଏହି ପାନପାତ୍ର ମୋହର ରକ୍ତରେ ସ୍ଥାପିତ ନୂତନ ଚୁକ୍ତିର ନିଦର୍ଶନ। ତୁମ୍ଭେମାନେ ଯେତେଥର ଏହି ପାତ୍ରକୁ ପାନ କରିବ, ମୋତେ ସ୍ମରଣ କରିବା ପାଇଁ ତାହା କରିବ।” 26 ପ୍ରତ୍ୟେକ ଥର ଏହି ରୋଟୀ ଖାଇଲା ବେଳେ ଓ ଏହି ପାନପାତ୍ରରୁ ପାନ କଲାବେଳେ, ପ୍ରଭୁଙ୍କ ଦିନ ଆସିବା ପର୍ଯ୍ୟନ୍ତ, ପ୍ରଭୁଙ୍କ ମୃତ୍ୟୁର ଘୋଷଣା କରୁଥିବ।
27 ଅତଏବ, ଯେଉଁ ଲୋକ ରୋଟୀ ଓ ପ୍ରଭୁଙ୍କର ପିଆଲାରୁ ଅନୁଚିତ୍ ଭାବରେ ଗ୍ରହଣ କରେ, ସେ ପ୍ରଭୁଙ୍କର ଶରୀର ଓ ରକ୍ତର ଅବମାନନା କରେ। 28 ପ୍ରତ୍ୟେକଲୋକ ରୋଟୀ ଖାଇବା ପୂର୍ବରୁ ଓ ପିଆଲାରୁ ପିଇବା ପୂର୍ବରୁ ନିଜ ହୃଦୟକୁ ପରୀକ୍ଷା କରିନେବା ଦରକାର। 29 ଯଦି ଜଣେ ପ୍ରଭୁଙ୍କ ଶରୀରକୁ ବିଶେଷ ନ ମଣି ଏହି ରୋଟୀକୁ ଖାଏ ଓ ଏହି ପିଆଲାରୁ ପିଏ, ତା’ହେଲେ ସେ ଏହା ଖାଇବା ଓ ପିଇବା ଦ୍ୱାରା ଦୋଷୀ ସାବ୍ୟସ୍ତ ହୁଏ। 30 ସେଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ଅନେକ ଦୁର୍ବଳ ଓ ରୋଗୀ ଅଛନ୍ତି ଓ ଅନେକ ମୃତ ହେଲେଣି। 31 କିନ୍ତୁ ଯଦି ଆମ୍ଭେ ନିଜକୁ ପରୀକ୍ଷା କରି ନେବା, ତା’ହେଲେ ଆମ୍ଭକୁ ପ୍ରଭୁଙ୍କ ଦ୍ୱାରା ବିଗ୍ଭରିତ ହେବାକୁ ପଡ଼ିବ ନାହିଁ। 32 ପ୍ରଭୁ ଯେତେବେଳେ ଆମ୍ଭର ବିଗ୍ଭର କରନ୍ତି, ସେ ଠିକ୍ ବାଟ ଦେଖାଇବା ଲାଗି ଆମ୍ଭ ପ୍ରତି ଦଣ୍ଡ ବିଧାନ କରନ୍ତି। ଆମ୍ଭେ ଯେପରି ଜଗତର ଅବଶିଷ୍ଟ ଲୋକମାନଙ୍କ ସହିତ ଦଣ୍ଡାଜ୍ଞା ପାଇବୁ ନାହିଁ, ସେଥିଲାଗି ସେ ଏପରି କରନ୍ତି।
33 ଅତଏବ, ହେ ଭାଇ ଓ ଭଉଣୀମାନେ ଯେତେବେଳେ ଭୋଜନ କରିବା ପାଇଁ ତୁମ୍ଭେମାନେ ଏକାଠି ଆସିଛ, ପରସ୍ପର ଏକଆରେକ ଲାଗି ଅପେକ୍ଷା କର। 34 ଯଦି କାହାକୁ ବହୁତ ଭୋକ ଲାଗୁଛି, ସେ ଘରେ ଖାଇଦେବା ଉଚିତ୍, ଯଦ୍ଦ୍ୱାରା ପ୍ରଭୁଭୋଜ ସଭାରେ ତୁମ୍ଭମାନଙ୍କ ଆଚରଣ ହେତୁ ପ୍ରଭୁଙ୍କ ଦ୍ୱାରା ବିଗ୍ଭରିତ ହେବ ନାହିଁ। ମୁଁ ଯେବେ ଆସିବି, ଅବଶିଷ୍ଟ ବିଷୟରେ କ’ଣ କରିବାକୁ ହେବ କହିବି।
2010 by World Bible Translation Center