Print Page Options
Previous Prev Day Next DayNext

Old/New Testament

Each day includes a passage from both the Old Testament and New Testament.
Duration: 365 days
Oriya Bible: Easy-to-Read Version (ERV-OR)
Version
ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 1-2

ଆମୋସଙ୍କର ପୁତ୍ର ଯିଶାଇୟଙ୍କର ଦର୍ଶନ, ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଯାହାସବୁ ଘଟିଥିଲା ସେସବୁ ଯିଶାଇୟଙ୍କୁ ଦେଖାଇଲେ ଉଷିୟ, ଯୋଥମ୍, ଆହସ୍ ଓ ହିଜକିୟଙ୍କ ରାଜତ୍ୱ କାଳରେ ଯିହୁଦାରେ ଯାହାସବୁ ଘଟିଥିଲା ଯିଶାଇୟ ଦର୍ଶନ କଲେ।

ପରମେଶ୍ୱରଙ୍କର ତାଙ୍କ ସନ୍ତାନଗଣଙ୍କ ବିରୁଦ୍ଧରେ ଅଭିଯୋଗ

ହେ ସ୍ୱର୍ଗ, ହେ ପୃଥିବୀ, ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ! ସଦାପ୍ରଭୁ କହିଛନ୍ତି,

“ଆମ୍ଭେ ସନ୍ତାନଗଣଙ୍କୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ,
    ମାତ୍ର ସେମାନେ ଆମ୍ଭର ବିରୁଦ୍ଧାଚରଣ କରିଛନ୍ତି।
ଗାଈ ତା’ର ମୁନିବକୁ ଜାଣେ,
    ଗଧ ନିଜର ମୁନିବର ସଂଗ୍ଭଳକଙ୍କୁ ଜାଣେ,
ମାତ୍ର ଇସ୍ରାଏଲ ଲୋକମାନେ ମୋତେ ଚିହ୍ନି ପାରିଲେ ନାହିଁ।
    ମୋର ଲୋକମାନେ ମୋତେ ବୁଝୁ ନାହାନ୍ତି।”

ଇସ୍ରାଏଲ ଗୋଷ୍ଠୀ ପାପରେ ପରିପୂର୍ଣ୍ଣ। ସେମାନେ ଅଧର୍ମ ଓ ପାପରେ ଭାରାକ୍ରାନ୍ତ। ସେମାନେ ଏକ ଭ୍ରଷ୍ଟାଗ୍ଭରୀ ବଂଶ ଦୁଷ୍କର୍ମକାରୀ ସନ୍ତାନଗଣ। ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଛନ୍ତି। ସେମାନେ ଇସ୍ରାଏଲର ପବିତ୍ର ପୁରୁଷଙ୍କୁ ଅବଜ୍ଞା କରିଛନ୍ତି। ସେମାନେ ତାଙ୍କୁ ଜଣେ ଅଜଣାବ୍ୟକ୍ତି ପରି ବ୍ୟବହାର କରିଛନ୍ତି ଓ ଛାଡ଼ି ଗ୍ଭଲିଯାଇଛନ୍ତି।

ପରମେଶ୍ୱର କୁହନ୍ତି, “ଆମ୍ଭେ କାହିଁକି ତୁମ୍ଭମାନଙ୍କ ପ୍ରତି ଶାସ୍ତି ବିଧାନ କରି ଗ୍ଭଲିବୁ। ତୁମ୍ଭମାନଙ୍କୁ ଦଣ୍ଡ ଦେଲୁ। ମାତ୍ର ତୁମ୍ଭମାନଙ୍କର କିଛି ପରିବର୍ତ୍ତନ ହେଲା ନାହିଁ। ତୁମ୍ଭେମାନେ ମୋ’ ବିରୁଦ୍ଧରେ ବିଦ୍ରୋହ କରି ଗ୍ଭଲିଛ। ବର୍ତ୍ତମାନ ସମସ୍ତ ମସ୍ତକ ଓ ସମସ୍ତ ହୃଦୟ ପୀଡ଼ିତ। ତୁମ୍ଭମାନଙ୍କର ଆପାଦମସ୍ତକ କ୍ଷତ ବିକ୍ଷତ ଓ ପୂଜ ଘା’ରେ ପରିପୂର୍ଣ୍ଣ। ତୁମ୍ଭେମାନେ ସେ କ୍ଷତର ଯତ୍ନ ନେଲ ନାହିଁ। ତୁମ୍ଭମାନଙ୍କର ସେହି କ୍ଷତଗୁଡ଼ିକ ପରିଷ୍କୃତ ହୋଇ ନାହିଁ କିମ୍ବା ଆବୃତ ହୋଇ ନାହିଁ।

“ତୁମ୍ଭମାନଙ୍କର ଦେଶ ଧ୍ୱଂସ ପ୍ରାପ୍ତ। ତୁମ୍ଭମାନଙ୍କର ନଗରଗୁଡ଼ିକ ଅଗ୍ନିରେ ଭସ୍ମିଭୂତ ହୋଇଅଛି। ତୁମ୍ଭମାନଙ୍କର ଦେଶ ଶତ୍ରୁମାନଙ୍କ ଦ୍ୱାରା ଅଧିକୃତ। ସୈନ୍ୟବାହିନୀ ଦ୍ୱାରା ଦେଶ ଧ୍ୱଂସ ହେଲାପରି ତୁମ୍ଭର ଦେଶ ଧ୍ୱଂସ ହୋଇଯାଇଛି।

Warnings for Jerusalem

ସିୟୋନର କନ୍ୟା ପରିତ୍ୟକ୍ତ ଦ୍ରାକ୍ଷାକ୍ଷେତ୍ର‌ରେ ଗୋଟିଏ କୁଡ଼ିଆ ସଦୃଶ ଦେଖାଯାଉଛି। ଏକ ପରିତ୍ୟକ୍ତ କାକୁଡ଼ିକ୍ଷେତ୍ର ସଦୃଶ। ଆଉ ଏହା ଶତ୍ରୁମାନଙ୍କ ଦ୍ୱାରା ଅବରୋଧିତ ନଗର ସଦୃଶ ହୋଇଅଛି।’ ଏହା ସତ୍ୟ ଅଟେ। ମାତ୍ର ସଦାପ୍ରଭୁ ସର୍ବଶକ୍ତିମାନ ଅବଶିଷ୍ଟ ଅଳ୍ପ ଲୋକଙ୍କୁ ବଞ୍ଚିବାକୁ ଦେଲେ। ତା’ ନ ହୋଇଥିଲେ ଆମ୍ଭେମାନେ ସଦୋମ ଓ ହମୋରାର ପରି ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇଥା’ନ୍ତୁ।

10 ହେ ସଦୋମର ପ୍ରାଚୀନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାର୍ତ୍ତା ଶୁଣ। ହେ ହମୋରାର ଲୋକମାନେ, ପରମେଶ୍ୱରଙ୍କ ଶିକ୍ଷାସମୂହ ପ୍ରତି ଧ୍ୟାନ ଦିଅ। 11 ପରମେଶ୍ୱର କୁହନ୍ତି, “ମୁଁ ତୁମ୍ଭମାନଙ୍କର ଏହି ବଳିଦାନସବୁ କାହିଁକି ଦରକାର କରେ? ମୁଁ ମେଷର ଓ ହୃଷ୍ଟପୁଷ୍ଟ ଗୋରୁଗାଈର ମେଦର ହୋମବଳି ପ୍ରତି ବିତୃଷ୍ଣା ହୋଇ ଯାଇଛି। ମୁଁ ଆଉ ଷଣ୍ଢ, ମେଷ ଓ ଛାଗମାନଙ୍କର ରକ୍ତ ଗ୍ଭହେଁ ନାହିଁ। 12 “ଯେତେବେଳେ ତୁମ୍ଭେମାନେ ମୋତେ ସାକ୍ଷାତ କରିବାକୁ ଆସିଛ ତୁମ୍ଭେମାନେ ମୋର ପ୍ରାଙ୍ଗଣରେ ସମସ୍ତ ଜିନିଷକୁ ପଦଦଳିତ କରିଛ। କିଏ ତୁମ୍ଭମାନଙ୍କୁ ଏହା କରିବାକୁ କହିଥିଲା?

13 “ତୁମ୍ଭେମାନେ ମୋତେ ଆଉ ଏହି ଅର୍ଥହୀନ ବଳିଦାନ ଉତ୍ସର୍ଗ ଆଣ ନାହିଁ। ତୁମ୍ଭର ଧୂପକୁ ମୁଁ ଘୃଣା କରେ। ତୁମ୍ଭର ଅମାବାସ୍ୟା, ସ୍ୱତନ୍ତ୍ର ପର୍ବ ଓ ବିଶ୍ରାମ ଦିନ ଉତ୍ସବକୁ ମୁଁ ସହି ପାରୁ ନାହିଁ। ତୁମ୍ଭେମାନେ ପବିତ୍ର ମହାସଭାରେ ଯେଉଁ ଅଧର୍ମ କରିଛ ମୁଁ ତାହା ସହିପାରୁ ନାହିଁ। 14 ଆମ୍ଭର ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବମାନଙ୍କୁ ଘୃଣା କରେ। ସେହିସବୁ ଭାର ଆମ୍ଭ ପ୍ରତି କ୍ଳେଶଦାୟକ ଓ ଆମ୍ଭେ ସେ ଭାର ବହନ କରିବାକୁ କ୍ଳାନ୍ତ ହୋଇଅଛୁ।

15 “ତୁମ୍ଭେମାନେ ସବୁ ହସ୍ତ ପ୍ରସାରଣ କରି ମୋତେ ପ୍ରାର୍ଥନା କରିବ, ମାତ୍ର ମୁଁ ବିମୁଖ ହୋଇ ଚକ୍ଷୁ ଆଚ୍ଛାଦିତ କରିବି। ତୁମ୍ଭେମାନେ ସବୁ ଅନେକ ପ୍ରାର୍ଥନା କରିବ, ମାତ୍ର ମୁଁ ତାହା ଶୁଣିବି ନାହିଁ। କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତରେ ପରିପୂର୍ଣ୍ଣ।

16 “ତୁମ୍ଭେମାନେ ନିଜକୁ ପ୍ରକ୍ଷାଳନ କର। ନିଜକୁ ପରିଷ୍କାର କର। ମନ୍ଦକାର୍ଯ୍ୟରୁ ନିବୃତ୍ତ ହୁଅ। ମୁଁ ତୁମ୍ଭମାନଙ୍କର ସେହି ମନ୍ଦ କର୍ମ ଦେଖିବାକୁ ଇଚ୍ଛା କରେ ନାହିଁ। କୁକର୍ମରୁ ନିବୃତ୍ତ ହୁଅ। 17 ସୁକର୍ମ କରିବାକୁ ଶିକ୍ଷା କର। ଅନ୍ୟମାନଙ୍କ ପ୍ରତି ନ୍ୟାୟ ଆଚରଣ କର। ଅନ୍ୟକୁ ଆଘାତ କରୁଥିବା ବ୍ୟକ୍ତିଙ୍କୁ ଦଣ୍ଡ ଦିଅ। ପିତୃମାତୃହୀନ ସନ୍ତାନମାନଙ୍କୁ ସାହାଯ୍ୟ କର। ବିଧବାମାନଙ୍କୁ ସାହାଯ୍ୟ କର।”

18 ସଦାପ୍ରଭୁ ପୁଣି କୁହନ୍ତି, “ଆସ, ମୋ’ ସହିତ ଆଳାପ କର। ତୁମ୍ଭମାନଙ୍କର ପାପ ସିନ୍ଦୁରବର୍ଣ୍ଣ ପରି ଲାଲ ହେଲେ ହେଁ ବରଫ ସଦୃଶ ଶୁଭ୍ର ହେବ। ଆଉ ତୁମ୍ଭମାନଙ୍କର ପାପ ଉଜ୍ଜ୍ୱଳ ଲୋହିତ ବର୍ଣ୍ଣ ପରି ହେଲେ ହେଁ ମେଷଲୋମ ସଦୃଶ ଶୁଭ୍ର ହେବ।

19 “ଯଦି ତୁମ୍ଭେମାନେ ମୋର ବାକ୍ୟ ପ୍ରତି ଧ୍ୟାନ ଦେବ ଓ ମୋର ଆଜ୍ଞାବହ ହେବ ତେବେ ତୁମ୍ଭେମାନେ ଦେଶରେ ଉତ୍ତମ ଫଳ ଭୋଗ କରିବ। 20 ଯଦି ତୁମ୍ଭେମାନେ ମୋର ବାକ୍ୟ ପ୍ରତି ଧ୍ୟାନ ନ ଦିଅ ଏବଂ ମୋର ବିରୁଦ୍ଧାଚରଣ କର, ତେବେ ତୁମ୍ଭର ଶତ୍ରୁ ତୁମ୍ଭକୁ ଧ୍ୱଂସ କରିବେ।”

ସଦାପ୍ରଭୁ ନିଜେ ଏହିସବୁ କହିଛନ୍ତି।

ଯିରୁଶାଲମ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନୁହେଁ

21 ପରମେଶ୍ୱର କୁହନ୍ତି, “ଯିରୁଶାଲମ ଏକ ନଗର ଯାହା ମୋ’ ପ୍ରତି ବିଶ୍ୱସ୍ତ ଥିଲା। କିଏ ଏହାକୁ ଏକ ବ୍ୟଭିଗ୍ଭରିଣୀରେ ପରିଣତ କଲା? ଯିରୁଶାଲମ ନ୍ୟାୟ ପୂର୍ଣ୍ଣ ହେବା ଉଚିତ୍। ଯିରୁଶାଲମର ଲୋକମାନେ ଯାହା ଠିକ୍ ତାହା କରିବା ଉଚିତ୍। ବର୍ତ୍ତମାନ ଏହା ତଣ୍ଟିକଟା ଓ ହତ୍ୟାକାରୀମାନଙ୍କର ବାସସ୍ଥାନରେ ପରିଣତ ହୋଇଛି।

22 “ଉତ୍ତମଗୁଣ ରୂପା ସଦୃଶ। ମାତ୍ର ତୁମ୍ଭର ରୂପା ଖାଦ ପାଲଟିଛି। ତୁମ୍ଭର ଦ୍ରାକ୍ଷାରସ ଜଳମିଶ୍ରିତ ହୋଇଅଛି। ଉତ୍ତମଗୁଣ ଦୁର୍ବଳ ହୋଇଛି। 23 ତୁମ୍ଭର ଶାସକଗଣ ବିଦ୍ରୋହୀ ହୋଇଛନ୍ତି ଓ ଗ୍ଭେରମାନଙ୍କର ବନ୍ଧୁ ହୋଇଛନ୍ତି। ତୁମ୍ଭର ସମସ୍ତ ଶାସକ ଲାଞ୍ଚକୁ ଭଲ ପାଆନ୍ତି। ଅନ୍ୟାୟ କାର୍ଯ୍ୟ ପାଇଁ ପାରିତୋଷିକ ଗ୍ରହଣ କରନ୍ତି। ଆଉ ସେହି ଶାସକମାନେ ଲୋକଙ୍କୁ ଠକିବାକୁ ଅର୍ଥ ନିଅନ୍ତି। ତୁମ୍ଭର ସେହି ଶାସକଗଣ ଅନାଥ ପିଲାମାନଙ୍କୁ ଓ ବିଧବାମାନଙ୍କୁ ସେମାନଙ୍କର ଦରକାର ବେଳେ ସାହାଯ୍ୟ କରନ୍ତି ନାହିଁ।’

24 ଏହିସବୁ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଇସ୍ରାଏଲ ବଳଦାତା କୁହନ୍ତି, “ମୁଁ ମୋର ଶତ୍ରୁମାନଙ୍କୁ ଶାସ୍ତି ଦେବି, ମୁଁ ମୋର ଶତ୍ରୁମାନଙ୍କୁ ଶାସ୍ତି ଦେବି। 25 ଲୋକମାନେ ରୂପାର ଖାଦ ଦୂର କରିବାକୁ ଏକ ପ୍ରକାର ଜିନିଷ ବ୍ୟବହାର କରନ୍ତି। ସେହିପରି ଭାବରେ ମୁଁ ତୁମ୍ଭମାନଙ୍କର ଅପବିତ୍ରତାକୁ ଦୂର କରିବି। ତୁମ୍ଭମାନଙ୍କ ଭିତରୁ ସମସ୍ତ ମନ୍ଦ ଜିନିଷ କାଢ଼ି ନେବି ଓ ତୁମ୍ଭମାନଙ୍କୁ ପବିତ୍ର କରିବି। 26 ଆଦ୍ୟ ସମୟ ପରି ମୁଁ ବିଗ୍ଭରକାରୀଗଣଙ୍କୁ ଫେରାଇ ଆଣିବି। ପୂର୍ବେ ପୂର୍ବର ତୁମ୍ଭମାନଙ୍କର ମନ୍ତ୍ରୀମାନଙ୍କ ପରି ପରାମର୍ଶଦାତାଙ୍କୁ ପୁନଃସ୍ଥାପନ କରିବି। ତା’ପରେ ତୁମ୍ଭେ ‘ଉତ୍ତମ ଓ ବିଶ୍ୱସ୍ତ ନଗରୀ ବୋଲି କଥିତ ହେବ।”’

27 ପରମେଶ୍ୱର ଉତ୍ତମ ଏବଂ ସେ ନ୍ୟାୟ ବିଗ୍ଭର କରନ୍ତି। ତେଣୁ ସେ ସିୟୋନକୁ ରକ୍ଷା କରିବେ ଏବଂ ଲୋକମାନେ ତାଙ୍କ ନିକଟକୁ ପ୍ରତ୍ୟାବର୍ତ୍ତନ କରିବେ। 28 ମାତ୍ର ସମସ୍ତ ଅଧର୍ମାଗ୍ଭରୀ ଓ ପାପୀଗଣ ବିନଷ୍ଟ ହେବେ। ଯେଉଁମାନେ ସଦାପ୍ରଭୁଙ୍କୁ ଅବଜ୍ଞା କରନ୍ତି ସେମାନେ ସଂହାରିତ ହେବେ।

29 ତୁମ୍ଭେମାନେ ପୂଜା କରିବାକୁ ବାଛିଥିବା ଅଲୋନଗଛ ଓ ସ୍ୱତନ୍ତ୍ର ବଗିଗ୍ଭ ପାଇଁ ଭବିଷ୍ୟତରେ ଲୋକମାନେ ଲଜ୍ଜିତ ହେବେ। 30 ଏହା ଘଟିବ କାରଣ ତୁମ୍ଭେମାନେ ଶୁଷ୍କ ପତ୍ର ବିଶିଷ୍ଟ ଅଲୋନଗଛ ଓ ନିର୍ଜନ ଉଦ୍ୟାନ ସଦୃଶ ହେବ। 31 ଶକ୍ତିଶାଳୀ ମାନବ ଶୁଷ୍କ କାଠି ସଦୃଶ ହେବେ ଏବଂ ସେମାନଙ୍କର କର୍ମ ଅଗ୍ନିକଣା ସଦୃଶ ହେବ। ସେହି ବଳବାନ୍ ଲୋକମାନେ ଓ ସେମାନଙ୍କର କର୍ମ ସବୁ ଅଗ୍ନିରେ ପୋଡ଼ି ଦେବେ। ସେହି ଅଗ୍ନିକୁ କେହି ନିର୍ବାପିତ କରି ପାରିବେ ନାହିଁ।

God’s Message to Judah and Jerusalem

ଆମୋସଙ୍କ ପୁତ୍ର ଯିଶାଇୟ ଯିହୁଦା ଓ ଯିରୁଶାଲମ ବିଷୟରେ ଯେଉଁ ଦର୍ଶନ ପାଇଥିଲେ ତାହାର ବୃତ୍ତାନ୍ତ।

ଶେଷ ଦିନରେ ଏହା ହିଁ ଘଟିବ।
    ସଦାପ୍ରଭୁଙ୍କର ମନ୍ଦିରର ପର୍ବତ ଉଚ୍ଚତମ ଶିଖରରେ ହେବ।
ଏହା ଅନ୍ୟ ସମସ୍ତ ପାହାଡ଼ଗୁଡ଼ିକ ମଧ୍ୟରେ ଉଚ୍ଚତର ହେବ।
    ସମସ୍ତ ଗୋଷ୍ଠୀର ଲୋକମାନେ ସ୍ରୋତ ସଦୃଶ ସେଠାକୁ ଧାବିତ ହେବେ।
ବହୁ ଲୋକ ସେଠାକୁ ଯିବେ।
    ସେମାନେ କହିବେ, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ ଯିବା।
    ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଆମ୍ଭେମାନେ ଯିବା।
ସେତେବେଳେ ପରମେଶ୍ୱର ଆମ୍ଭମାନଙ୍କୁ ତାଙ୍କ ପଥ ବିଷୟରେ ଶିକ୍ଷା ଦେବେ।
    ଆମ୍ଭେମାନେ ତାହା ଅନୁସରଣ କରିବା।”

ପରମେଶ୍ୱରଙ୍କର ଶିକ୍ଷାସମୂହ-ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମରେ ସିୟୋନ ପର୍ବତରୁ
    ଆରମ୍ଭ ହୋଇ ସମଗ୍ର ବିଶ୍ୱରେ ପ୍ରସାରିତ ହେବ।
ତା’ପରେ ପରମେଶ୍ୱର ସମଗ୍ର ମାନବ ଗୋଷ୍ଠୀର ବିଗ୍ଭରକ ହେବେ।
    ଅନେକ ଗୋଷ୍ଠୀ ବିଷୟରେ ପରମେଶ୍ୱର ଶେଷ ନିଷ୍ପତ୍ତି ଦେବେ।
ସେହି ଲୋକମାନେ ଯୁଦ୍ଧ ପାଇଁ ସେମାନଙ୍କର ଅସ୍ତ୍ର ବ୍ୟବହାର କରିବେ ନାହିଁ।
    ସେମାନେ ‌‌ଖ‌ଡ଼୍‌ଗରେ ଲଙ୍ଗଳର ଲୁହା ତିଆରି କରିବେ,
    ବର୍ଚ୍ଛାରେ ଦାଆ ତିଆରି କରିବେ।
ସେମାନେ ଅନ୍ୟ ବିରୁଦ୍ଧରେ ଆଉ ଯୁଦ୍ଧ କରିବେ ନାହିଁ।
    ସେମାନେ କେବେ ଆଉ ଯୁଦ୍ଧ ପାଇଁ ତାଲିମ ନେବେ ନାହିଁ।

ହେ ଯାକୁବ ବଂଶ, ଆସ, ସଦାପ୍ରଭୁଙ୍କର ଆଜ୍ଞା ପାଳନ କର।

ମୁଁ ଏହା କହୁଛି, କାରଣ ତୁମ୍ଭେମାନେ ଯାକୁବ ବଂଶକୁ ପରିତ୍ୟାଗ କରିଛ। ତୁମ୍ଭେମାନେ ସେହି ଲୋକ ଯେଉଁମାନେ କି ପୂର୍ବଦେଶୀୟମାନଙ୍କ ଆଗ୍ଭରରେ ପରିପୂର୍ଣ୍ଣ। ତୁମ୍ଭେମାନେ ପଲେଷ୍ଟୀୟମାନଙ୍କ ପରି ଭବିଷ୍ୟ‌ଦ୍‌ବାଣୀ କହିବାକୁ ଚେଷ୍ଟା କରିବ। ତୁମ୍ଭର ଲୋକମାନେ ବିଦେଶୀୟମାନଙ୍କର ସେହି ଭ୍ରାନ୍ତ ଧାରଣାକୁ ସମ୍ପୂର୍ଣ୍ଣଭାବରେ ଗ୍ରହଣ କରି ନେଇଛନ୍ତି। ତୁମ୍ଭମାନଙ୍କର ଦେଶ ସୁନା ଓ ରୂପାରେ ପରିପୂର୍ଣ୍ଣ। ସେଠାରେ ଧନରତ୍ନର ସୀମା ନାହିଁ। ତୁମ୍ଭମାନଙ୍କର ଦେଶ ମଧ୍ୟ ଅଶ୍ୱରେ ପରିପୂର୍ଣ୍ଣ ଓ ସେଠାରେ ରଥର ସୀମା ନାହିଁ। ଆଉମଧ୍ୟ ତୁମ୍ଭମାନଙ୍କର ଦେଶ ଲୋକମାନଙ୍କ ଦ୍ୱାରା ପୂଜିତ ପ୍ରତିମାରେ ପରିପୂର୍ଣ୍ଣ। ସେହି ପ୍ରତିମାଗୁଡ଼ିକ ଲୋକମାନଙ୍କ ସ୍ୱହସ୍ତ ନିର୍ମିତ ଓ ସେମାନେ ସେଗୁଡ଼ିକୁ ପୂଜା କରୁଛନ୍ତି। ଲୋକମାନେ ମନ୍ଦରୁ ମନ୍ଦତର ହେଉଛନ୍ତି। ସେମାନେ ଅଧୋଗାମୀ ହୋଇଛନ୍ତି। ତେଣୁ ଏହା ନିଶ୍ଚିତ ଯେ, ପରମେଶ୍ୱର କେବେ ସେମାନଙ୍କୁ କ୍ଷମା କରିବେ ନାହିଁ।

10 ଯାଅ, ମାଟିତଳେ ଓ ପର୍ବତର ପୃଷ୍ଠଭାଗରେ ନିଜକୁ ଲୁଗ୍ଭଅ! କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କର ସର୍ବଶକ୍ତିମାନ ଓ ଶକ୍ତି ନିକଟରେ ଭୟଭୀତ।

11 ଗର୍ବିତ ମାନବ ଅହଙ୍କାର କରିବ ନାହିଁ। ସେହି ଅହଙ୍କାରୀଗଣ ଲଜ୍ଜାରେ ଅବନତ ହେବେ। ମାତ୍ର ସେତେବେଳେ ସଦାପ୍ରଭୁ ସ୍ଥିର ଓ ଉନ୍ନତ ରହିବେ।

12 ସଦାପ୍ରଭୁଙ୍କର ଏକ ସ୍ଥିରକୃତ ଦିନ ଆସିବ। ସେହି ଦିନ ସଦାପ୍ରଭୁ ଅହଙ୍କାରୀ ଓ ଗର୍ବିତ ଲୋକଙ୍କୁ ଦଣ୍ଡ ଦେବେ। ସେତେବେଳେ ସେହି ଗର୍ବିତ ଲୋକମାନେ ନିଜକୁ ବଡ଼ ମନେ କରିବେ ନାହିଁ। 13 ସେହି ଅହଙ୍କାର ଲୋକମାନେ ଲିବାନୋନ ଓ ବାଶନର ଦେବଦାରୁ ଓ ଅଲୋନଗଛ ପରି ଉଚ୍ଚ ଓ ମହାନ ହେବେ। ମାତ୍ର ସଦାପ୍ରଭୁ ସେମାନଙ୍କୁ ଦଣ୍ଡ ଦେବେ। 14 ସେହି ଅହଙ୍କାରୀ ମାନବ ପର୍ବତ ଓ ପାହାଡ଼ ସଦୃଶ ଉନ୍ନତ ଓ ଉଚ୍ଚ ହେବେ। 15 ଆଉମଧ୍ୟ ସେହି ଗର୍ବିତ ଲୋକମାନେ ଉଚ୍ଚ ସ୍ତମ୍ଭ ଓ ଶକ୍ତ କାନ୍ଥ ସଦୃଶ ହେବେ। ମାତ୍ର ପରମେଶ୍ୱର ସେମାନଙ୍କୁ ଶାସ୍ତି ଦେବେ। 16 ପୁଣି ସେହି ଅହଙ୍କାରୀଗଣ ତର୍ଶୀଶର ବିଭିନ୍ନ ପଦାର୍ଥରେ ପରିପୂର୍ଣ୍ଣ ଜାହାଜ ସଦୃଶ ମହାନ ହେବେ। ମାତ୍ର ପରମେଶ୍ୱର ସେମାନଙ୍କୁ ଦଣ୍ଡ ଦେବେ।

17 ସେତେବେଳେ ଲୋକମାନେ ଗର୍ବିତ ହେବାରୁ ନିବୃତ୍ତ ହେବେ। ସେହି ଗର୍ବିତ ମାନବ ନମ୍ର ହେବେ ଏବଂ କେବଳ ସେହି ଦିନରେ ସଦାପ୍ରଭୁ ଉଚ୍ଚରେ ରହିବେ। 18 ପୁଣି ସମସ୍ତ ପ୍ରତିମା ଲୁପ୍ତ ହେବେ। 19 ସେତେବେଳେ ଲୋକମାନେ ସଦାପ୍ରଭୁ ଓ ତାଙ୍କର ମହାନଶକ୍ତି ଦେଖି ଭୟଭୀତ ହେବେ। ସଦାପ୍ରଭୁ ପୃଥିବୀକୁ ଏପରି କମ୍ପିତ କରିବେ ଯେ, ଲୋକମାନେ ଭୟଭୀତ ହୋଇ ପର୍ବତ ଗୁମ୍ଫାରେ ଓ ପୃଥିବୀର ଗର୍ତ୍ତରେ ଲୁଚିବେ।

20 ସେତେବେଳେ ଲୋକମାନେ ସେମାନଙ୍କ ଦ୍ୱାରା ନିର୍ମାଣ କରିଥିବା ଓ ପୂଜା କରୁଥିବା ସୁନା ଓ ରୂପାର ପ୍ରତିମାଗୁଡ଼ିକୁ ଫିଙ୍ଗି ଦେବେ। ସେମାନେ ସେହି ପ୍ରତିମାଗୁଡ଼ିକୁ ମୂଷିକ ଓ ବାଦୁଡ଼ିମାନଙ୍କର ଗହ୍ୱର ଭିତରରେ ଫିଙ୍ଗି ଦେବେ। 21 ସଦାପ୍ରଭୁ ପୃଥିବୀରେ ଏପରି ଭାବରେ କମ୍ପନ ସୃଷ୍ଟି କରିବେ ଯେ ଲୋକମାନେ ସଦାପ୍ରଭୁଙ୍କ ଐଶ୍ୱର୍ଯ୍ୟ ପୂର୍ବକ ମହିମାକୁ ଭୟଭୀତ ହୋଇ ଗୁମ୍ଫାରେ ସେମାନଙ୍କୁ ଲୁଗ୍ଭଇ ରଖିବେ।

22 ତୁମ୍ଭେମାନେ ପ୍ରାଣବାୟୁଧାରୀ ମନୁଷ୍ୟ ଉପରେ ବିଶ୍ୱାସ ରଖିବ ନାହିଁ। ମନୁଷ୍ୟମାତ୍ରେ ମୃତ୍ୟୁ ସୁନିଶ୍ଚିତ। ଏମାନେ ଯେ ଈଶ୍ୱରଙ୍କ ପରି ବଳବାନ୍ ଏହା ତୁମ୍ଭେମାନେ ଚିନ୍ତା କରିବା ଉଚିତ୍ ନୁହେଁ।

ଗାଲାତୀୟଙ୍କ ପ୍ରତି ପତ୍ର 5

ସ୍ୱାଧୀନ ରହିଥାଅ

ଆମ୍ଭେ ସମସ୍ତେ ଏବେ ସ୍ୱାଧୀନ। ଖ୍ରୀଷ୍ଟ ଆମ୍ଭକୁ ସ୍ୱାଧୀନ କରିଛନ୍ତି। ଦୃଢ଼ ଭାବରେ ରହିଥାଅ। ପୁଣି ଥରେ ଦାସତ୍ୱର ବନ୍ଧନ ନିକଟରେ ନିଜ ନିଜକୁ ସମର୍ପଣ କର ନାହିଁ। ଶୁଣ! ମୁଁ ପାଉଲ କହୁଛି, ଯଦି ତୁମ୍ଭେମାନେ ସୁନ୍ନତ ହୋଇ ବ୍ୟବସ୍ଥା ନିକଟକୁ ଫେରି ଯିବ, ତା’ହେଲେ ଖ୍ରୀଷ୍ଟ ତୁମ୍ଭମାନଙ୍କ ପାଇଁ ଲାଭଦାୟକ ହେବେ ନାହିଁ। ମୁଁ ପୁଣି ଥରେ ସମସ୍ତଙ୍କୁ ସତର୍କ କରାଇ ଦେଉଛି: ଯଦି ଜଣେ କେହି ସୁନ୍ନତକୁ ଗ୍ରହଣ କରିବ, ତା’ହେଲେ ସେ ସମ୍ପୂର୍ଣ୍ଣ ଭାବରେ ବ୍ୟବସ୍ଥା ପାଳନ କରିବାକୁ ବାଧ୍ୟ ହେବ। ଯଦି ତୁମ୍ଭେମାନେ ବ୍ୟବସ୍ଥା ଅନୁସାରେ ପରମେଶ୍ୱରଙ୍କ ସହିତ ଧାର୍ମିକ ହେବାକୁ ଚେଷ୍ଟା କରୁଛ, ତା’ହେଲେ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କ ଜୀବନ ସମାପ୍ତ ହେଲା, ଏହାର ଅର୍ଥ ତୁମ୍ଭେମାନେ ପରମେଶ୍ୱରଙ୍କ ଅନୁଗ୍ରହକୁ ଅଗ୍ରାହ୍ୟ କଲ। ମୁଁ ଏହା କହେ କାରଣ ଆମେ ଆଶା କରୁ ଯେ, ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେବୁ। ଆତ୍ମାଙ୍କ ସାହାଯ୍ୟରେ ଆମେ ଏଥିପାଇଁ ଅପେକ୍ଷା କରି ରହିଛୁ। ଯଦି କେହି ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛି, ତା’ହେଲେ ସେ ସୁନ୍ନତ ହୋଇଛି ନା ନାହିଁ, ଏହା ମହତ୍ତ୍ୱପୂର୍ଣ୍ଣ ନୁହେଁ। ମହତ୍ତ୍ୱପୂର୍ଣ୍ଣ ବିଷୟ ହେଲା, ପ୍ରେମଜନକ ବିଶ୍ୱାସ, ଯାହା କାର୍ଯ୍ୟରେ ପରିପ୍ରକାଶ ହୁଏ।

ତୁମ୍ଭେମାନେ ପ୍ରତିଯୋଗିତାରେ ଭଲ ଭାବରେ ଦୌଡ଼ୁଥିଲ। କିଏ ତେବେ ତୁମ୍ଭମାନଙ୍କୁ ସତ୍ୟପଥ ଅନୁସରଣ କରିବାରେ ବାଧା ଦେଲା? ତୁମ୍ଭକୁ ଯେଉଁ ପ୍ରକାର ପ୍ରବର୍ତ୍ତନା ଦିଆଯାଇଥାଉ ନା କାହିଁକି, ସେହି ପ୍ରବର୍ତ୍ତନା ପରମେଶ୍ୱରଙ୍କଠାରୁ ଆସି ନାହିଁ, ଯେ ତୁମ୍ଭକୁ ମନୋନୀତ କରିଥିଲେ। ସାବଧାନ ରୁହ, “ଅଳ୍ପ ଟିକିଏ ଖମୀର ଜନ୍ତା ହୋଇଥିବା ସବୁ ମଇଦାକୁ ଫୁଲାଇ ଦିଏ।” [a] 10 ପ୍ରଭୁଙ୍କଠାରେ ମୋର ବିଶ୍ୱାସ ଅଛି ଯେ, ତୁମ୍ଭେମାନେ ଏହିଭଳି ଭିନ୍ନ ମତାମତକୁ ବିଶ୍ୱାସ କରିବ ନାହିଁ। ଯେଉଁ ଲୋକ ତୁମ୍ଭମାନଙ୍କୁ ବିଚଳିତ କରୁଛି, ସେ ଯିଏ ହେଉ ନା କାହିଁକି ଦଣ୍ଡ ପାଇବ।

11 ମୋ’ ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ଶିଖାଇ ନାହିଁ ଯେ, ଲୋକେ ସୁନ୍ନତ ହେବା ନିହାତି ଆବଶ୍ୟକ। ଯଦି ମୁଁ ଏହା ଶିଖାଇଛି, ତା’ହେଲେ ମୋତେ କାହିଁକି ତାଡ଼ନା ଆସୁଛି? ମୁଁ ଯଦି ଏହା ପ୍ରଗ୍ଭର କରିଥିଲି, ତା’ହେଲେ କ୍ରୁଶ ସମ୍ବନ୍ଧୀୟ ମୋର ଶିକ୍ଷା ଲୋକଙ୍କୁ ବ୍ୟତିବ୍ୟସ୍ତ କରି ପକାଇ ନ ଥା’ନ୍ତା। 12 ମୁଁ କାମନା କରେ ଯେ, ଯେଉଁମାନେ ତୁମ୍ଭମାନଙ୍କୁ ଉତ୍ତେଜିତ କରୁଛନ୍ତି, ସେମାନେ ନିଜର ସୁନ୍ନତ କରିବା ସହିତ ଚକ୍ଷୁକୁ ଇନ୍ଦ୍ରିୟହୀନ କରୁ ନାହାନ୍ତି କାହିଁକି?

13 ମୋ’ ଭାଇ ଓ ଭଉଣୀମାନେ! ପରମେଶ୍ୱର ତୁମ୍ଭମାନଙ୍କୁ ସ୍ୱାଧୀନ ରହିବା ପାଇଁ ବାଛିଛନ୍ତି। କିନ୍ତୁ ଏହି ସ୍ୱାଧୀନତାକୁ ତୁମ୍ଭେମାନେ ନିଜ ନିଜର ପାପମୟ ସ୍ୱଭାବର ଇଚ୍ଛା ପୂରଣ ନିମନ୍ତେ ବ୍ୟବହାର କର ନାହିଁ। ବରଂ ଏକଆରେକର ପ୍ରେମ ପୂର୍ବକ ସେବା କର। 14 ସମସ୍ତ ନିୟମ ଗୋଟିଏ ଆଦେଶର ସାର ଭାବରେ ସମାହିତ ହୋଇଛି: “ନିଜକୁ ପ୍ରେମ କଲା ପରି ଅନ୍ୟ ସମସ୍ତ ଲୋକଙ୍କୁ ପ୍ରେମ କର।” [b] 15 ଯଦି ତୁମ୍ଭେ ଏକଆରେକକୁ ଆଘାତ ପ୍ରଦାନ କରୁଥାଅ, ଓ ତଦ୍ଦ୍ୱାରା ପରସ୍ପରକୁ ଗ୍ରାସ କରି ଗ୍ଭଲ, ତା’ହେଲେ ତୁମ୍ଭେମାନେ ନିଜେ ନିଜେ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇ ଯିବ। ତେଣୁ ସାବଧାନ ରୁହ।

ପବିତ୍ରଆତ୍ମା ଓ ମାନବ ପ୍ରକୃତି

16 ସେଥିପାଇଁ ମୁଁ କହୁଛି: ଆତ୍ମାଙ୍କର ଅନୁସରଣ କରି ଜୀବନଯାପନ କର। ତା’ହେଲେ ତୁମ୍ଭେମାନେ ପାପମୟ ସ୍ୱଭାବର ଇଚ୍ଛାକୁ ସନ୍ତୁଷ୍ଟ କରିବା ନିମନ୍ତେ କୌଣସି ମନ୍ଦ କାର୍ଯ୍ୟ କରିବ ନାହିଁ। 17 ଆମ୍ଭର ପାପମୟ ସ୍ୱଭାବର ଇଚ୍ଛା ପବିତ୍ରଆତ୍ମାଙ୍କର ବିରୋଧୀ ଓ ପବିତ୍ରଆତ୍ମା ପାପମୟ ସ୍ୱଭାବର ବିରୋଧୀ ଅଟନ୍ତି। ଏହି ଦୁଇ ବିଷୟ ପରସ୍ପରର ବିରୋଧୀ ଅଟନ୍ତି। ସେଥିପାଇଁ ତୁମ୍ଭେମାନେ ପ୍ରକୃତରେ ଯାହା କରିବାକୁ ଇଚ୍ଛା କର, ତାହା କରି ପାର ନାହିଁ। 18 କିନ୍ତୁ ଯଦି ତୁମ୍ଭେମାନେ ଆତ୍ମାଙ୍କର ପରିଗ୍ଭଳିତ ପଥରେ ଚଳୁଛ, ତା’ହେଲେ ତୁମ୍ଭେମାନେ ବ୍ୟବସ୍ଥାର ଅଧୀନ ନୁହଁ।

19 ଆମ୍ଭର ପାପମୟ ସ୍ୱଭାବ ଦ୍ୱାରା ହେଉଥିବା ପାପପୂର୍ଣ୍ଣ କ୍ରିୟାଗୁଡ଼ିକ ବିଷୟରେ ସମସ୍ତେ ଜାଣନ୍ତି। ସେଗୁଡ଼ିକ ହେଲା: ଯୌନ ପାପାଗ୍ଭର, ଅପବିତ୍ରତା, ଭୋଗବିଳାସ, 20 ମୂର୍ତ୍ତିପୂଜା, ଯାଦୁବିଦ୍ୟା, ଘୃଣା, ଝଗଡ଼ା, ଈର୍ଷା, କ୍ରୋଧ, ସ୍ୱାର୍ଥପରତା, ବିଭାଜନ କରିବା, ଦଳୀୟ ମନୋଭାବ, 21 ପରଶ୍ରୀକାତରତା, ନିଶାସକ୍ତ ହେବା, ମଉଜ ଓ ଏହିପରି ଅନ୍ୟ ସବୁ କାମ। ମୁଁ ପୂର୍ବ ଭଳି ଏବେ ମଧ୍ୟ ତୁମ୍ଭମାନଙ୍କୁ ସତର୍କ କରାଉଛି ଯେ, ଯେଉଁ ଲୋକମାନେ ଏଭଳି କର୍ମରେ ଲିପ୍ତ ରୁହନ୍ତି, ସେମାନେ କୌଣସି ପ୍ରକାରେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାର ପାଇବେ ନାହିଁ। 22 ମାତ୍ର ପବିତ୍ରଆତ୍ମା ଆମ୍ଭକୁ ଏହିଗୁଡ଼ିକ ପ୍ରଦାନ କରନ୍ତି: ପ୍ରେମ, ଆନନ୍ଦ, ଶାନ୍ତି, ଧୈର୍ଯ୍ୟ, ଦୟାଭାବ, ଉଦାରତା, ବିଶ୍ୱସ୍ତତା, 23 ଭଦ୍ରତା ଓ ଆତ୍ମ-ସଂଯମ। ଏହି ବିଷୟ ଗୁଡ଼ିକ ଠିକ୍ ନୁହେଁ ବୋଲି କୌଣସି ନିୟମ କହିପାରିବ ନାହିଁ। 24 ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ନିଜର ମନର ଆବେଗ ଓ ପାପମୟ ସ୍ୱଭାବକୁ କ୍ରୁଶରେ ବିଦ୍ଧ କରିଛନ୍ତି। ସେମାନେ ନିଜର ସ୍ୱାର୍ଥପର ମନୋଭାବ ଓ ମନ୍ଦକାର୍ଯ୍ୟ ସବୁକୁ ତ୍ୟାଗ କରିଛନ୍ତି। 25 ସେହି ଆତ୍ମାଙ୍କଠାରୁ ଆମ୍ଭେ ନୂତନ ଜୀବନ ପାଇଅଛୁ। ଅତଏବ ଆମ୍ଭେ ଆତ୍ମାଙ୍କର ଅନୁସରଣ କରିବା ଉଚିତ୍। 26 ଆମ୍ଭେ ବୃଥାଭିମାନୀ ହେବା ନାହିଁ। ଏକଆରେକକୁ ଅସୁବିଧାରେ ପକାଇବା ନାହିଁ ଏବଂ ଆମ୍ଭେ ପରସ୍ପରକୁ ଈର୍ଷା କରିବା ନାହିଁ।

Oriya Bible: Easy-to-Read Version (ERV-OR)

2010 by World Bible Translation Center