Print Page Options
Previous Prev Day Next DayNext

Old/New Testament

Each day includes a passage from both the Old Testament and New Testament.
Duration: 365 days
Oriya Bible: Easy-to-Read Version (ERV-OR)
Version
ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 11-13

ଶାନ୍ତିରାଜା ଅସୁଛନ୍ତି

11 ଅନନ୍ତର ଯିଶୟର ଗଣ୍ଡିରୁ ଏକ କ୍ଷୁଦ୍ର ଶାଖା ବହନ କରିବ, ତା’ର ମୂଳରୁ ଶାଖା ବଢ଼ିବ, ସେହି ପିଲା ମଧ୍ୟରେ ସଦାପ୍ରଭୁଙ୍କର ଆତ୍ମା ସ୍ଥାନ ପାଇବ। ସେହି ଆତ୍ମା ଜ୍ଞାନ, ବିବେଚନା ମନ୍ତ୍ରଣା ଓ ପରାକ୍ରମ ପ୍ରଦାନ କରିବ। ଆଉ ମଧ୍ୟ ସେହି ଆତ୍ମା ସଦାପ୍ରଭୁଙ୍କୁ ଜାଣିବାକୁ ଓ ଅନୁସରଣ କରିବାକୁ ପିଲାକୁ ସାହାଯ୍ୟ କରିବେ। ସଦାପ୍ରଭୁଙ୍କୁ ଭକ୍ତି କରିବେ ଏବଂ ସଦାପ୍ରଭୁଙ୍କ ଅଭୟ ଯୋଗୁଁ ସୁଖୀ ହେବେ।

ଏହି ପିଲା ନିଜ ଦୃଷ୍ଟି ବଳରେ ଲୋକମାନଙ୍କୁ ବିଗ୍ଭର କରିବ ନାହିଁ କିମ୍ବା ନିଜର ଶୁଣିବାନୁସାରେ ଅନୁଯୋଗ କରିବ ନାହିଁ। 4-5 ସେ ସାଧୁ ଓ ନିରପେକ୍ଷ ରହିବେ, ଯେତେବେଳେ ଗରିବ ଏବଂ ଅସହାୟ ଲୋକଙ୍କର ବିଗ୍ଭର କରୁଥିବେ। ସେ ଯେତେବେଳେ ଲୋକଙ୍କୁ ଦଣ୍ଡ ଦେବାକୁ ସ୍ଥିର କରିବ, ସେତେବେଳେ ସେମାନେ ଦଣ୍ଡିତ ହେବେ। ପୁଣି ଯେତେବେଳେ ଦୁଷ୍ଟାଗ୍ଭରୀମାନଙ୍କୁ ସଂହାର କରିବାକୁ ଆଦେଶ ଦେବେ, ସେତେବେଳେ ସେମାନେ ନିହତ ହେବେ। ଧର୍ମ ଓ ନ୍ୟାୟ ସେ ପିଲାକୁ ଶକ୍ତି ଦେବ। ସେଗୁଡ଼ିକ ତା’ର ଅଣ୍ଟାର ବଳୟ ସଦୃଶ ହେବ।

ସେ ସମୟରେ ଗଧିଆଗୁଡ଼ିକ ମେଷ ଶାବକମାନଙ୍କ ସହିତ ଶାନ୍ତିରେ ବାସ କରିବେ। ଛେଳିଛୁଆ ସହିତ ବାଘ ଏକତ୍ର ଶାନ୍ତିରେ ଶୋଇବେ। ବାଛୁରି, ସିଂହ ଓ ଷଣ୍ଢଗୁଡ଼ିକ ଏକତ୍ର ସୁଖ ଶାନ୍ତିରେ ବାସ କରିବେ। ଏପରିକି ଗୋଟିଏ ଛୋଟ ପିଲା ସେମାନଙ୍କୁ ଅଡ଼ାଇବ। ଗାଈ ଓ ଭାଲୁଗୁଡ଼ିକ ଏକତ୍ର ଶାନ୍ତିରେ ବାସ କରିବେ। ସେ ସମସ୍ତଙ୍କର ପିଲାମାନେ ପରସ୍ପରକୁ ଆଘାତ ନ କରି ଏକତ୍ର ଶୋଇବେ। ସିଂହମାନେ ଗାଈପରି ନଡ଼ା ଖାଇବେ। ଏପରିକି ସର୍ପ ମଧ୍ୟ କାହାରିକୁ ଆଘାତ କରିବ ନାହିଁ। ଗୋଟିଏ ଶିଶୁ ବିଷଧର ସର୍ପର ଗର୍ତ୍ତରେ ଖେଳିବ। ଆଉ ମଧ୍ୟ ଶିଶୁଟି ନିର୍ଭୟରେ ସର୍ପ ଗର୍ତ୍ତରେ ହାତ ପୁରାଇବ।

କୌଣସି ବ୍ୟକ୍ତି ଅନ୍ୟକୁ ଆଘାତ କରିବ ନାହିଁ। ମୋର ପବିତ୍ର ପର୍ବତରେ କୌଣସି ବ୍ୟକ୍ତି ଅନିଷ୍ଟ ଚିନ୍ତା କରିବ ନାହିଁ। କାରଣ ସଦାପ୍ରଭୁଙ୍କ ବିଷୟରେ ସେମାନଙ୍କ ପରିପୂର୍ଣ୍ଣ ଜ୍ଞାନ ହେବ। ସମୁଦ୍ର ଯେପରି ଜଳରେ ପରିପୂର୍ଣ୍ଣ ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।

10 ସେହି ସମୟରେ ଏକ ବିଶେଷ ବ୍ୟକ୍ତି ଯିଶୟର ପରିବାରରୁ ଧ୍ୱଜା ସ୍ୱରୂପ ଆସିବେ। ସେହି ଧ୍ୱଜା ତାଙ୍କ ଚତୁର୍ଦ୍ଦିଗରେ ଏକତ୍ରିତ ହେବାକୁ ଦେଖାଇବେ। ଆଉ ମଧ୍ୟ ଗୋଷ୍ଠୀୟମାନଙ୍କୁ ଉଚିତ୍ କର୍ମ କରିବାକୁ ନିର୍ଦ୍ଦେଶ ଦେବ। ସେହି ସ୍ଥାନ ତାଙ୍କର ବିଶ୍ରାମ ସ୍ଥାନ ହେବ ଓ ଗୌରବାନ୍ୱିତ ହେବ।

11 ସେହି ସମୟରେ ମୋର ପ୍ରିୟ ପ୍ରଭୁ ପୁନର୍ବାର ଆସିବେ ଓ ଅବଶିଷ୍ଟାଂଶ ଲୋକଙ୍କୁ ନେବେ। ଏହା ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। ଏହି ପରମେଶ୍ୱରଙ୍କ ଲୋକମାନେ ଅଶୂର, ଉତ୍ତର ମିଶର, ଦକ୍ଷିଣ ମିଶର, ଇଥିଓପିଆ, ଏଲମ୍, ବାବିଲନୀୟ, ହମାଥରୁ ଏବଂ ପୃଥିବୀର ସମସ୍ତ ଦୁର ଦେଶରୁ ଆସିବେ। 12 ପରମେଶ୍ୱର ଏହି “ଧ୍ୱଜାକୁ’ ସମସ୍ତ ଜାତିଗଣମାନଙ୍କ ନିମନ୍ତେ ସଙ୍କେତ ସ୍ୱରୂପ ଉଠାଇବେ। ଇସ୍ରାଏଲ ଓ ଯିହୁଦାର ବିଚ୍ଛିନ୍ନ ହୋଇଥିବା ଲୋକମାନେ ଏକତ୍ର ହେବେ। ଯେଉଁମାନେ ପୃଥିବୀର ଲମ୍ବ ଏବଂ ପ୍ରସ୍ଥରେ ବିଚ୍ଛିନ୍ନ ହୋଇଯାଇଥିଲେ। କିନ୍ତୁ ପରମେଶ୍ୱର ସେ ସମସ୍ତଙ୍କୁ ଏକତ୍ରିତ କରିବେ।

13 ସେ ସମୟରେ ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ। ଯିହୁଦାର କେହି ଶତ୍ରୁ ରହିବେ ନାହିଁ। ଯିହୁଦା ଇଫ୍ରୟିମକୁ କଷ୍ଟ ଦେବ ନାହିଁ। 14 ମାତ୍ର ଇଫ୍ରୟିମ ଓ ଯିହୁଦା ଉଭୟେ ପଲେଷ୍ଟୀୟ ଆକ୍ରମଣ କରିବେ। ଏହି ଉଭୟ ଗୋଷ୍ଠୀ ପକ୍ଷୀ ସଦୃଶ କ୍ଷୁଦ୍ର ପ୍ରାଣୀଙ୍କ ଉପରୁ ଝାମ୍ପ ମାରିବେ। ପୂର୍ବଦେଶୀୟ ଲୋକମାନଙ୍କର ସେମାନେ ଧନସମ୍ପଦ ଲୁଣ୍ଠନ କରିବେ। ସେ ଉଭୟେ ଗୋଷ୍ଠୀ ଇଦୋମ, ମୋୟାବ ଓ ଅମ୍ମୋନର ସନ୍ତାନଗଣଙ୍କୁ ଆୟତ୍ତ କରିବେ।

15 ସଦାପ୍ରଭୁ କ୍ରୋଧିତ ହୋଇ ମିଶରୀୟ ସମୁଦ୍ରକୁ ଭାଗ ଭାଗ କରିବେ। ସେହିପରି ଭାବରେ ତାଙ୍କର ପ୍ରବଳ ବାୟୁ ଦ୍ୱାରା ଇଉଫ୍ରେଟିସ୍ ନଦୀ ଉପରେ ନିଜର ହସ୍ତ ହଲାଇବେ। ତାଙ୍କର ପ୍ରହାର ଦ୍ୱାରା ସେହି ନଦୀ ସାତୋଟି କ୍ଷୁଦ୍ର ନଦୀରେ ବିଭକ୍ତ ହେବ। ସେଗୁଡ଼ିକର ଗଭୀରତା ହ୍ରାସ ହେବ ଓ ଶୁଷ୍କ ପାଲଟିବ। ତେଣୁ ଲୋକମାନେ ପାଦରେ ଗ୍ଭଲି ତାକୁ ଅତିକ୍ରମ କରିବେ। 16 ପରମେଶ୍ୱରଙ୍କ ଅବଶିଷ୍ଟାଂଶ ଲୋକେ ଏହି ରାଜପଥରେ ଗମନ କରିବେ। ଏହା ମିଶର ଦେଶରୁ ଲୋକଙ୍କୁ କାଢ଼ିବା ପରମେଶ୍ୱରଙ୍କ ପରି ହେବ।

ପରମେଶ୍ୱରଙ୍କ ପ୍ରତି ପ୍ରଶଂସା ଗାନ

12 ସେହି ସମୟରେ ତୁମ୍ଭେ କହିବ,
ହେ ସଦାପ୍ରଭୋ, “ମୁଁ ତୁମ୍ଭର ପ୍ରଶଂସା କରୁଛି।
    ତୁମ୍ଭେ ଆମ୍ଭ ଉପରେ କ୍ରୋଧାନ୍ୱିତ ଥିଲ,
ମାତ୍ର ବର୍ତ୍ତମାନ ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି,
    ତୁମ୍ଭେ ତୁମ୍ଭର ପ୍ରେମ ଆମ୍ଭକୁ ଦେଖାଇଅଛ।
ପରମେଶ୍ୱର ମୋର ତ୍ରାଣକର୍ତ୍ତା।
    ମୁଁ ତାଙ୍କୁ ବିଶ୍ୱାସ କରେ।
କିନ୍ତୁ ତାଙ୍କୁ ଭୟ କରେ ନାହିଁ।
    କାରଣ ସେ ମୋତେ ରକ୍ଷା କରନ୍ତି।
ଯିହୋବାଃ ସଦାପ୍ରଭୁ ମୋର ବଳ ଓ ତ୍ରାଣକର୍ତ୍ତା।
    ତେଣୁ ତାଙ୍କର ପ୍ରଶଂସା ଗାନ କରିବି।”

ପରିତ୍ରାଣ ରୂପକ କୂପରୁ ତୁମ୍ଭେମାନେ ଜଳ କାଢ଼ିବ।
    ତାହାହେଲେ ତୁମ୍ଭେମାନେ ସୁଖୀ ହେବ।
ତା’ପରେ ତୁମ୍ଭେ କହିବ, “ସଦାପ୍ରଭୁଙ୍କର ପ୍ରଶଂସା କର।
    ତାହାଙ୍କ ନାମରେ ପ୍ରାର୍ଥନା କର।
ସେ ଯେଉଁ ମହାନ କାର୍ଯ୍ୟ କରିଛନ୍ତି,
    ସେଥିପାଇଁ ସମସ୍ତ ଗୋଷ୍ଠୀ ଆଗରେ ତାଙ୍କର ପ୍ରଶଂସା କର।”
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର।
    କାରଣ ସେ ମହିମାଯୁକ୍ତ କାର୍ଯ୍ୟ କରିଛନ୍ତି।
ତାହାଙ୍କର ସମଗ୍ର ପୃଥିବୀରେ ମହିମା ବ୍ୟାପ୍ତ ହେଉ।
    ସମଗ୍ର ମାନବ ସମାଜ ଏହା ଜାଣନ୍ତୁ।
ହେ ସିୟୋନ ନିବାସୀଗଣ, ଉଚ୍ଚସ୍ୱରରେ ତାଙ୍କର ପ୍ରଶଂସା କର।
    ଇସ୍ରାଏଲ ସେହି ପବିତ୍ର ଧର୍ମସ୍ୱରୂପ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି,
    ତେଣୁ ଆନନ୍ଦ କର।

ବାବିଲ ପ୍ରତି ପରମେଶ୍ୱରଙ୍କ ବାର୍ତ୍ତା

13 ପରମେଶ୍ୱର ଆମୋସଙ୍କ ପୁତ୍ର ଯିଶାଇୟଙ୍କୁ ବାବିଲ ସମ୍ବନ୍ଧୀୟ ବାର୍ତ୍ତା ଦେଖାଇଲେ।

ପରମେଶ୍ୱର କହିଲେ, “ବୃକ୍ଷଲତା ଶୂନ୍ୟ ପର୍ବତ ଉପରେ ଏକ ଧ୍ୱଜା ଟେକ।
    ହସ୍ତ ହଲାଇ ଲୋକମାନଙ୍କୁ ଉଚ୍ଚସ୍ୱରରେ ଡାକ।
ସେମାନଙ୍କୁ କୁହ ଅଧିପତିମାନେ ପ୍ରବେଶ କରୁଥିବା ଦ୍ୱାର ଦେଇ
    ସେମାନେ ପ୍ରବେଶ କରନ୍ତୁ।

ପୁଣି ପରମେଶ୍ୱର କହିଲେ,
    “ମୁଁ ସେହି ଲୋକମାନଙ୍କୁ ଅନ୍ୟ ଲୋକମାନଙ୍କଠାରୁ ଅଲଗା କରିଥିଲି।
ମୁଁ ସେମାନଙ୍କୁ ନିଜେ ଆଦେଶ ଦେବି।
    ମୁଁ ବୃଦ୍ଧ, ମୋର ଉତ୍ତମ ଲୋକମାନଙ୍କୁ ଏକତ୍ରିତ କରିଛି,
ସେମାନେ ଲୋକମାନଙ୍କୁ ଦଣ୍ଡ ଦେବେ।
    ମୁଁ ଏହି ସୁଖୀ ଲୋକମାନଙ୍କ ପାଇଁ ଗର୍ବିତ।

“ପର୍ବତମାନଙ୍କରେ ହେଉଥିବା କୋଳାହଳ ପ୍ରତି ଧ୍ୟାନ ଦିଅ।
    ଏହି ବହୁ ଲୋକଙ୍କର କୋଳାହଳ ପରି ଶୁଣାଯାଉଛି।
ବହୁ ରାଜ୍ୟର ଲୋକେ ଏକତ୍ରିତ ହୋଇଛନ୍ତି।
    ସଦାପ୍ରଭୁ ସର୍ବଶକ୍ତିମାନ ତାଙ୍କର ସୈନ୍ୟବାହିନୀକୁ ଏକତ୍ରିତ ହେବାକୁ ଆହ୍ୱାନ ଦେଇଛନ୍ତି।
ସଦାପ୍ରଭୁ ଓ ତାଙ୍କର ଏହି ସୈନ୍ୟବାହିନୀ ବହୁଦୂର ଦେଶରୁ ଆସିବେ।
    ସେମାନେ ଦିଗନ୍ତ ବାହାରୁ ଆସିବେ।
ଏହି ସୈନ୍ୟବାହିନୀକୁ ସଦାପ୍ରଭୁ ତାଙ୍କର ଅସ୍ତ୍ରସ୍ୱରୂପ ବ୍ୟବହାର କରିବେ ଓ ତାଙ୍କ କ୍ରୋଧଭାବ ପ୍ରକାଶ କରିବେ।
    ଏହି ବାହିନୀ ସମଗ୍ର ଦେଶକୁ ଧ୍ୱଂସ କରିବେ।”

ସଦାପ୍ରଭୁଙ୍କର ସ୍ୱତନ୍ତ୍ର ଦିବସ ନିକଟବର୍ତ୍ତୀ। ତେଣୁ ନିଜେ ନିଜେ କ୍ରନ୍ଦନ କର ଓ ଦୁଃଖିତ ହୁଅ। ଏବଂ ସମୟ ଆସିବ ଯେତେବେଳେ ଶତ୍ରୁ ତୁମ୍ଭର ଧନକୁ ଲୁଣ୍ଠନ କରିବେ। ପରମେଶ୍ୱର ସର୍ବଶକ୍ତିମାନ ଏହା ଘଟିବାକୁ ଦେବେ। ଲୋକମାନେ ସେମାନଙ୍କର ସାହସ ହରାଇବେ। ଭୟ ଲୋକମାନଙ୍କୁ ଦୁର୍ବଳ କରିଦେବ। ପ୍ରତ୍ୟେକ ଲୋକ ଭୟ କରିବେ। ପ୍ରସବକାଳୀନ ସ୍ତ୍ରୀଲୋକର ବେଦନା ପରି ସେମାନଙ୍କର ଭୟ ସେମାନଙ୍କୁ ଅନୁରୂପ ବେଦନା ଦେବ। ସେମାନଙ୍କର ମୁଖମଣ୍ଡଳ ନିଆଁ ପରି ଲାଲ ହେବ। ଲୋକମାନେ ପରସ୍ପରକୁ ଦେଖିବେ ଏବଂ ଆଶ୍ଚର୍ଯ୍ୟ ହେବେ।

ବାବିଲ ବିପକ୍ଷରେ ପରମେଶ୍ୱରଙ୍କ ବିଗ୍ଭର

ଦେଖ, ସଦାପ୍ରଭୁଙ୍କର ସେ ଭୟଙ୍କର ଦିବସ ଆସୁଅଛି। ପରମେଶ୍ୱର ଅତ୍ୟନ୍ତ କ୍ରୁଦ୍ଧ ହେବେ ଓ ଦେଶକୁ ଧ୍ୱଂସ କରିବେ। ପାପୀମାନଙ୍କୁ ଦେଶ ଛାଡ଼ିବାକୁ ବାଧ୍ୟ କରିବେ। 10 ସେତେବେଳେ ସ୍ୱର୍ଗ ଅନ୍ଧକାରମୟ ହେବ ଓ ସୂର୍ଯ୍ୟ, ଚନ୍ଦ୍ର ଓ ତାରାଗଣ ଆଲୋକ ଦେବେ ନାହିଁ।

11 ପରମେଶ୍ୱର କୁହନ୍ତି, “ପୃଥିବୀରେ ଅମଙ୍ଗଳ ଘଟିବାର ମୁଁ କାରଣ ହେବି। ମୁଁ ମନ୍ଦାଗ୍ଭରୀଙ୍କୁ ସେମାନଙ୍କର ପାପ ଲାଗି ଦଣ୍ଡ ଦେବି। ଅହଙ୍କାରୀମାନଙ୍କର ଗର୍ବକୁ ଖର୍ବ କରିବି। ବଡ଼ିମା ଦେଖାଉଥିବା ଲୋକମାନଙ୍କର ଦର୍ପ ଚୂର୍ଣ୍ଣ କରିବି। 12 ଦୁର୍ଲୋଭ ସୁବର୍ଣ୍ଣ ପରି ଅଳ୍ପ, କେତେକ ଉତ୍ତମ ଲୋକ ରହିବେ ଓ ସେମାନେ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉଜ୍ଜ୍ୱଳ ଭାବରେ ଦୀପ୍ତି ବିକାଶ କରିବେ। 13 ସଦାପ୍ରଭୁଙ୍କ କ୍ରୋଧରେ ଆକାଶମଣ୍ଡଳ କମ୍ପିତ ହେବ ଓ ଦିବସରେ ପୃଥିବୀ ସ୍ଥାନଚ୍ୟୁତ ହେବ।”

ଯେଉଁ ଦିନ ସଦାପ୍ରଭୁ ସର୍ବଶକ୍ତିମାନ ତାଙ୍କର କ୍ରୋଧ ପ୍ରକାଶ କରିବେ ସେହି ଦିନ ଏହା ଘଟିବ। 14 ଆହତ ହରିଣ ଓ ପାଳକହୀନ ମେଷପାଳକମାନଙ୍କ ପରି ବାବିଲର ଲୋକମାନେ ପଳାୟନ କରିବେ। ସେମାନେ ସମସ୍ତେ ନିଜ ଦେଶ ଓ ଗୋଷ୍ଠୀ ଆଡ଼କୁ ଧାବିତ ହେବେ। 15 ମାତ୍ର ଶତ୍ରୁଗଣ ବାବିଲନୀୟଙ୍କ ପଶ୍ଚା‌‌‌ତ୍‌‌‌ଧାବନ କରିବେ ଓ ଯେତେବେଳେ ସେମାନଙ୍କୁ ଧରିବେ ‌‌ଖ‌ଡ଼୍‌ଗରେ ସେମାନଙ୍କୁ ହତ୍ୟା କରିବେ। 16 ସେମାନଙ୍କର ଗୃହମାନଙ୍କରୁ ସମସ୍ତ ଦ୍ରବ୍ୟ ଲୁଣ୍ଠିତ ହେବ। ସେମାନଙ୍କର ଭାର୍ଯ୍ୟାମାନେ ଧର୍ଷିତା ହେବେ ଓ ସେମାନଙ୍କର ଦୃଷ୍ଟି ଗୋଚରରେ ସେମାନଙ୍କର ଛୋଟ ପିଲାମାନେ ମୃତ୍ୟୁ ପର୍ଯ୍ୟନ୍ତ କୋରଡ଼ା ପାଇବେ।

17 ପରମେଶ୍ୱର କୁହନ୍ତି, “ବାବିଲର ବିପକ୍ଷରେ ଆକ୍ରମଣ ପାଇଁ ମୁଁ ମାଦୀୟମାନଙ୍କୁ ନିୟୋଜିତ କରିବି। ରୌପ୍ୟ ଓ ସୁବର୍ଣ୍ଣ ଲାଞ୍ଚ ପାଇଲେ ମଧ୍ୟ ମାଦୀୟର ସୈନ୍ୟମାନେ କେବେ ଆକ୍ରମଣରୁ ନିବୃତ୍ତ ହେବେ ନାହିଁ। 18 ସେହି ସୈନ୍ୟମାନେ ବାବିଲ ଆକ୍ରମଣ କରି ତା’ର ଯୁବକମାନଙ୍କୁ ହତ୍ୟା କରିବେ। ଏପରିକି ଶିଶୁମାନଙ୍କ ପ୍ରତି ସେମାନେ ଦୟା ଦେଖାଇବେ ନାହିଁ କିମ୍ବା ପିଲାମାନଙ୍କୁ ଛାଡ଼ିବେ ନାହିଁ। ବାବିଲ ସଦୋମ ଓ ହମୋରାର ପରି ସମ୍ପୂର୍ଣ୍ଣ ଧ୍ୱଂସ ପାଇବ। ଯେତେବେଳେ ପରମେଶ୍ୱର ସେମାନଙ୍କୁ ନଷ୍ଟ କରିବେ।

19 “ବାବିଲନୀୟମାନେ ତାଙ୍କ ଦେଶପାଇଁ ଗର୍ବିତ ହୁଅନ୍ତି। କାରଣ ତାଙ୍କର ରାଜ୍ୟ ସବୁ ରାଜ୍ୟମାନଙ୍କ ମଧ୍ୟରେ ଅଧିକ ସୌନ୍ଦର୍ଯ୍ୟଶାଳୀ। 20 ମାତ୍ର ସେ ଆଉ ସୁନ୍ଦର ହୋଇ ରହିବ ନାହିଁ। ଲୋକମାନେ ଭବିଷ୍ୟତରେ ଆଉ ସେଠାରେ ବାସ କରିବେ ନାହିଁ। ଆରବୀୟମାନେ ଆଉ ସେଠାରେ ତମ୍ବୁ ପକାଇବେ ନାହିଁ। ମେଷପାଳକମାନେ ସେମାନଙ୍କର ମେଷମାନଙ୍କୁ ସେଠାରେ ଚରାଇବା ପାଇଁ ଆଣିବେ ନାହିଁ। 21 ସେହି ମରୁଭୂମିରେ କେବଳ କେତେକ ବନ୍ୟପ୍ରାଣୀ ବାସ କରିବେ। ବାବିଲନୀୟମାନେ ସେମାନଙ୍କ ନିଜ ଗୃହରେ ଆଉ ରହିବେ ନାହିଁ। ସେହି ଗୃହଗୁଡ଼ିକ ପେଗ୍ଭ ଓ ଓଟପକ୍ଷୀ ବାସ କରିବେ ଏବଂ ବନ୍ୟଛାଗ ସେଠାରେ ନୃତ୍ୟ କରିବେ। 22 ବାବିଲର ସୁନ୍ଦର ପ୍ରାସାଦମାନଙ୍କରେ ଶୃଗାଳ ଓ କେନ୍ଦୁଆମାନେ ଭୁକିବେ। ବାବିଲ ସମ୍ପୂର୍ଣ୍ଣ ଧ୍ୱଂସ ହେବ। ସେ ସମୟ ଖୁବ୍ ନିକଟ ଓ ମୁଁ ସେ ଧ୍ୱଂସର ଦିନକୁ ଆଉ ଅଧିକ ବିଳମ୍ବ କରିବି ନାହିଁ।”

ଏଫିସୀୟଙ୍କ ପ୍ରତି ପତ୍ର 4

ଶରୀରର ଏକତା

ମୁଁ ପ୍ରଭୁଙ୍କର ହୋଇ ଥିବାରୁ କାରାଗାରରେ ବନ୍ଦୀରୂପେ ଅଛି। ତୁମ୍ଭମାନଙ୍କୁ ପରମେଶ୍ୱର ନିଜ ଲୋକ ବୋଲି ବାଛିଛନ୍ତି। ଅତଏବ ପରମେଶ୍ୱରଙ୍କ ଲୋକମାନେ ଯେଉଁଭଳି ଜୀବନଯାପନ କରିବା ଉଚିତ୍, ତୁମ୍ଭେମାନେ ସେହିଭଳି ଜୀବନଯାପନ କର। ସବୁବେଳେ ନମ୍ର, ଭଦ୍ର, ଧୈର୍ଯ୍ୟବାନ ହୁଅ। ପରସ୍ପରକୁ ପ୍ରେମରେ ଗ୍ରହଣ କର। ତୁମ୍ଭେ ସମସ୍ତେ ପବିତ୍ରଆତ୍ମାଙ୍କ ଦ୍ୱାରା ଶାନ୍ତିର ବନ୍ଧନରେ ଏକତ୍ର ହୋଇ ରୁହ। ଏହିଭଳି ରହିବା ପାଇଁ ପାରୁ ପର୍ଯ୍ୟନ୍ତ ଚେଷ୍ଟା କର। ଆତ୍ମାଦତ୍ତ ଶାନ୍ତି ତୁମ୍ଭକୁ ବାନ୍ଧି ରଖୁ। ଶରୀର ଏକ, ପବିତ୍ରଆତ୍ମା ମଧ୍ୟ ଏକ। ପରମେଶ୍ୱର ତୁମ୍ଭମାନଙ୍କୁ ଏକ ଭରସା ପାଇବା ପାଇଁ ଡାକି ଥିଲେ। ପ୍ରଭୁ ଏକ, ବିଶ୍ୱାସ ଏକ ଓ ବାପ୍ତିସ୍ମ ମଧ୍ୟ ଏକ। ପରମେଶ୍ୱର ଜଣେ ଓ ସେ ହେଉଛନ୍ତି ପ୍ରତ୍ୟେକ ବିଷୟର ପିତା। ସେ ସମସ୍ତଙ୍କୁ ଶାସନ କରନ୍ତି, ଓ ସମସ୍ତଙ୍କର ସ୍ୱାମୀ ଅଟନ୍ତି। ସେ ସବୁଠାରେ ଓ ସମସ୍ତଙ୍କ ଅନ୍ତରରେ ଅଛନ୍ତି।

ଖ୍ରୀଷ୍ଟ ଆମ୍ଭ ପ୍ରତ୍ୟେକଙ୍କୁ ଗୋଟିଏ ବିଶେଷ ଅନୁଗ୍ରହ ଦାନ ଦେଇଛନ୍ତି। ପ୍ରତ୍ୟେକ ଲୋକ ଖ୍ରୀଷ୍ଟଙ୍କ ଇଚ୍ଛାନୁସାରେ ସେହି ଦାନ ପାଇଛନ୍ତି। ଏଥି ନିମନ୍ତେ ଶାସ୍ତ୍ର କୁହେ:

“ସେ ଆକାଶର ଉଚ୍ଚକୁ ଗଲେ;
    ସେ ବନ୍ଦୀମାନଙ୍କୁ ନିଜ ସହିତ ନେଲେ,
    ଓ ସେ ଲୋକମାନଙ୍କୁ ଅନୁଗ୍ରହ ଦାନ ଦେଲ।’’ (A)

“ଉଚ୍ଚକୁ ଗଲେ” କହିବାର ଅର୍ଥ ଯେ, ସେ ପ୍ରଥମେ ପୃଥିବୀର ନୀଚ୍ଚ ସ୍ଥାନକୁ ଆସିଥିଲେ। 10 ଯେଉଁ ଖ୍ରୀଷ୍ଟ ନୀଚ୍ଚକୁ ଆସିଥିଲେ ସେ ହିଁ ଉଚ୍ଚକୁ ଗଲେ। ସେ ଉଚ୍ଚତମ ଆକାଶକୁ ଗଲେ ଯେପରି ସେ ନିଜକୁ ପୂର୍ଣ୍ଣ କରନ୍ତି। 11 ଏବଂ ସେହି ଖ୍ରୀଷ୍ଟ ଲୋକମାନଙ୍କୁ ଦାନ ଦେଲ ଅର୍ଥାତ୍ କେତେକ ଲୋକଙ୍କୁ ସେ ପ୍ରେରିତ ହେବା ପାଇଁ, କେତେକଙ୍କୁ ଭବିଷ୍ୟ‌‌ଦ୍‌‌‌‌ବକ୍ତା ହେବା ପାଇଁ, କେତେକଙ୍କୁ ସୁସମାଗ୍ଭର କହିବା ପାଇଁ ଓ କେତେକଙ୍କୁ ପରମେଶ୍ୱରଙ୍କ ଲୋକମାନଙ୍କର ଯତ୍ନ ନେବା ପାଇଁ ଓ ଶିକ୍ଷା ଦେବା ପାଇଁ। 12 ପରମେଶ୍ୱରଙ୍କ ଲୋକମାନେ ତାଙ୍କର ସେବା କରିବା ପାଇଁ ଓ ଖ୍ରୀଷ୍ଟଙ୍କ ଶରୀରକୁ ସୁଦୃଢ଼ କରିବା ପାଇଁ ପ୍ରସ୍ତୁତ ହେବେ ବୋଲି ଖ୍ରୀଷ୍ଟ ଏହି ଅନୁଗ୍ରହ ଦାନ ସେମାନଙ୍କୁ ଦେଲେ। ଏହା ଦ୍ୱାରା ଖ୍ରୀଷ୍ଟଙ୍କ ଶରୀରସ୍ୱରୂପ ଆମ୍ଭେମାନେ ମଧ୍ୟ ଦୃଢ଼ ଓ ବଳବାନ ହେବା। 13 ସମସ୍ତ ଲୋକେ ପରମେଶ୍ୱରଙ୍କ ପୁତ୍ରଙ୍କ ବିଷୟକ ସମାନ ବିଶ୍ୱାସ ଓ ସମାନ ଜ୍ଞାନ ସହିତ ଏକତ୍ର ହେବା ପର୍ଯ୍ୟନ୍ତ ଏହି କାମ ଗ୍ଭଲିଥିବା ନିତାନ୍ତ ଆବଶ୍ୟକ, ଯେପର୍ଯ୍ୟନ୍ତ ଆମ୍ଭେ ଖ୍ରୀଷ୍ଟଙ୍କ ସଦୃଶ ସିଦ୍ଧ ଓ ସମ୍ପୂର୍ଣ୍ଣ ନ ହୋଇଛୁ, ସେ ପର୍ଯ୍ୟନ୍ତ ଆମ୍ଭକୁ ବୃଦ୍ଧି ପାଇ ପୂର୍ଣ୍ଣବୟସ୍କ ହେବାକୁ ପଡ଼ିବ।

14 ତା’ହେଲେ ଆମ୍ଭେ ଆଉ ଶିଶୁ ହୋଇ ରହିବା ନାହିଁ। ସମୁଦ୍ରରେ ଜାହାଜ ଲହରୀ ହେତୁ ସ୍ଥାନ ପରିବର୍ତ୍ତନ କଲା ଭଳି ଆମ୍ଭକୁ ପ୍ରତାରଣା କରିବାକୁ ଚେଷ୍ଟା କରୁଥିବା ଲୋକମାନଙ୍କର ପ୍ରତ୍ୟେକ ପ୍ରକାରର ନୂତନ ଉପଦେଶ ଦ୍ୱାରା ଆମ୍ଭେ ଏଣେତେଣେ ଆଉ ଭାସି ଯିବା ନାହିଁ। ଏଭଳି ଲୋକେ ମନ୍ଦ ରାସ୍ତା ଗ୍ରହଣ କରିବା ପାଇଁ ଲୋକଙ୍କୁ ଛଳ ଓ ଧୂର୍ତ୍ତ ଯୋଜନାରେ ଚ୍ଛନ୍ଦନ୍ତି, 15 ନା! ଆମ୍ଭେ ପ୍ରେମ ସହକାରେ ସତ୍ୟ କହିବା। ଆମ୍ଭେ ପ୍ରତ୍ୟେକ ବିଷୟରେ ଖ୍ରୀଷ୍ଟଙ୍କ ଭଳି ବୃଦ୍ଧିପ୍ରାପ୍ତ ହେବା। ଖ୍ରୀଷ୍ଟ ଆମ୍ଭର ମସ୍ତକ ଓ ଆମ୍ଭେ ସମସ୍ତେ ତାହାଙ୍କର ଶରୀର। 16 ସମ୍ପୂର୍ଣ୍ଣ ଶରୀର ଯୀଶୁ ଖ୍ରୀଷ୍ଟଙ୍କ ଉପରେ ନିର୍ଭରଶୀଳ। ଶରୀରର ପ୍ରତ୍ୟେକ ଅଙ୍ଗ ଏକାଠି ଯୋଡ଼ି ହୋଇ ରହିଛନ୍ତି। ପ୍ରତ୍ୟେକ ଅଙ୍ଗ ନିଜ ନିଜର କାର୍ଯ୍ୟ କରନ୍ତି। ଏହା ଦ୍ୱାରା ସମଗ୍ର ଶରୀର ପ୍ରେମରେ ବୃଦ୍ଧି ପାଇ ଶକ୍ତିଶାଳୀ ହୁଏ।

କିଭଳି ଜୀବନ-ଯାପନ କରିବା ଉଚିତ୍

17 ପ୍ରଭୁଙ୍କ ନାମରେ ମୁଁ ସତର୍କ କରି ଦେଉଛି ଯେ ଅବିଶ୍ୱାସୀ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ସେମାନଙ୍କ ବିଗ୍ଭରର କିଛି ମୂଲ୍ୟ ନାହିଁ। 18 ସେମାନେ କିଛି ବୁଝନ୍ତି ନାହିଁ କି କିଛି ଜାଣନ୍ତି ନାହିଁ, କାରଣ ସେମାନେ ବୁଝିବା ପାଇଁ ମନା କରନ୍ତି। ସେଥିପାଇଁ ପରମେଶ୍ୱର ପ୍ରଦତ୍ତ ଜୀବନ ସେମାନେ ପାଇ ପାରିବେ ନାହିଁ। 19 ସେମାନଙ୍କର ଲଜ୍ଜା ନାହିଁ। ସେମାନେ ମନ୍ଦ କାର୍ଯ୍ୟ କରି ଜୀବନଯାପନ କରନ୍ତି। ସବୁ ପ୍ରକାରର ମନ୍ଦ କାମ ଅଧିକରୁ ଅଧିକ ରୂପେ କରିବାକୁ ସେମାନଙ୍କର ଇଚ୍ଛା। 20 କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟରେ ଯାହା ଶିଖିଲ, ସେଗୁଡ଼ିକ ଏହି ମନ୍ଦ କାମଠାରୁ ଭିନ୍ନ। 21 ମୁଁ ଜାଣେ ତୁମ୍ଭେମାନେ ତାହାଙ୍କ ବିଷୟରେ ଶୁଣିଛ। ତୁମ୍ଭେ ତାଙ୍କଠାରେ ଅଛ, ସେଥିପାଇଁ ତୁମ୍ଭକୁ ସତ୍ୟ ଶିକ୍ଷା ଦିଆଯାଇଛି। ସେହି ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ଅଛି। 22 ତୁମ୍ଭମାନଙ୍କୁ ଶିକ୍ଷା ଦିଆଯାଇଛି ଯେ ତୁମ୍ଭର ପୁରୁଣା ଆଚରଣ ଓ ତୁମ୍ଭର ପୂର୍ବର ଜୀବନଯାପନ ଛାଡ଼ିଦିଅ। କାରଣ ଲୋକମାନେ ମନ୍ଦକାର୍ଯ୍ୟ କରିବାକୁ ଭଲ ପାଇବାରୁ ତଦ୍ଦ୍ୱାରା ପ୍ରବଞ୍ଚିତ ହୁଅନ୍ତି ଓ ତାହା ଫଳରେ ପୁରୁଣା ରୂପ ଦ୍ୱାରା ମନ୍ଦ ଆହୁରି ହୋଇଯାଏ। 23 ମାତ୍ର, ତୁମ୍ଭମାନଙ୍କୁ ହୃଦୟରେ ଓ ଭାବନାରେ ନୂତନ ହେବାକୁ ପଡ଼ିବ। 24 ତୁମ୍ଭକୁ ସମ୍ପୂର୍ଣ୍ଣ ନୂତନ ବ୍ୟକ୍ତି ସ୍ୱରୂପ ହୋଇ ପରମେଶ୍ୱରଙ୍କ ଭଳି ପ୍ରକୃତରେ ଭଲ ଓ ପବିତ୍ର ହେବାକୁ ପଡ଼ିବ।

25 ଅତଏବ ତୁମ୍ଭେ ମିଛ କହିବା ବନ୍ଦ କର। ସର୍ବଦା ପରସ୍ପରକୁ ସତ୍ୟ କୁହ, ଯେହେତୁ ଆମ୍ଭେ ସମସ୍ତେ ଗୋଟିଏ ଦେହର ଅଙ୍ଗପ୍ରତ୍ୟଙ୍ଗ ଅଟୁ। 26 ଯେତେବେଳେ ତୁମ୍ଭର କ୍ରୋଧ ହୁଏ, ସେତେବେଳେ ଅତି କ୍ରୋଧୀ ହୋଇ ପାପ କର ନାହିଁ। 27 ଦିନସାରା କ୍ରୋଧ କର ନାହିଁ। ତୁମ୍ଭକୁ ପରାସ୍ତ କରିବା ନିମନ୍ତେ ଶୟତାନକୁ ସୁଯୋଗ ଦିଅ ନାହିଁ। 28 ଗ୍ଭେର ଗ୍ଭେରି କରିବା ବନ୍ଦ କରୁ। ସେ କାମ କରିବା ଆରମ୍ଭ କରୁ ଓ ନିଜ ହାତକୁ ଭଲ କାମରେ ଲଗାଉ। ତା’ହେଲେ ସେ ଗରିବ ଲୋକମାନଙ୍କୁ କିଛି ସାହାଯ୍ୟ କରି ପାରିବ।

29 ଯେତେବେଳେ ତୁମ୍ଭେ କଥାବାର୍ତ୍ତା କର, ସେତେବେଳେ କୌଣସି ଖରାପ ଶବ୍ଦ ଉଚ୍ଚାରଣ କର ନାହିଁ। ଏପରି କଥା କୁହ, ଯାହା ଲୋକମାନଙ୍କର ପ୍ରୟୋଜନ ଥିବ ଓ ସେମାନଙ୍କୁ ଶକ୍ତିଶାଳୀ କରିବା ପାଇଁ ସାହାଯ୍ୟ କରି ପାରୁଥିବ। ଏହା ଦ୍ୱାରା ଯେଉଁମାନେ ତୁମ୍ଭମାନଙ୍କର କଥା ଶୁଣନ୍ତି, ସେମାନଙ୍କର ମଙ୍ଗଳ ହେବ। 30 ପବିତ୍ରଆତ୍ମାଙ୍କୁ ଦୁଃଖ ଦିଅ ନାହିଁ। ତୁମ୍ଭେ ଯେ ପରମେଶ୍ୱରଙ୍କର ଅଟ ଏହା ସେ ଆତ୍ମା ପ୍ରମାଣ ଦିଅନ୍ତି। ଉଚିତ୍ ସମୟ ଉପସ୍ଥିତ ହେଲେ ପରମେଶ୍ୱର ତୁମ୍ଭକୁ ସ୍ୱାଧୀନତା ପ୍ରଦାନ କରିବେ। ଏହା ଦର୍ଶାଇବା ପାଇଁ ସେ ପବିତ୍ରଆତ୍ମାଙ୍କୁ ଦେଇଅଛନ୍ତି। 31 କେବେ ହେଲେ କଟୁ ହୁଅ ନାହିଁ, ରାଗ ନାହିଁ, କ୍ରୋଧ କର ନାହିଁ, ଉତ୍ତେଜିତ ହୁଅ ନାହିଁ। କ୍ରୋଧରେ ପାଟି କର ନାହିଁ, ବା ଅନ୍ୟମାନଙ୍କୁ ଆଘାତ ଦେଲାଭଳି କଥା କୁହ ନାହିଁ। କେବେ ହେଲେ ମନ୍ଦ କାମ କର ନାହିଁ। 32 ପରସ୍ପର ପ୍ରତି ଦୟାଭାବ ଓ ପ୍ରେମ ଭାବ ରଖ। ଯେପରି ଖ୍ରୀଷ୍ଟଙ୍କଠାରେ ପରମେଶ୍ୱର ତୁମ୍ଭମାନଙ୍କୁ କ୍ଷମା କଲେ, ସେହିଭଳି ତୁମ୍ଭେମାନେ ପରସ୍ପରକୁ କ୍ଷମା ଦିଅ।

Oriya Bible: Easy-to-Read Version (ERV-OR)

2010 by World Bible Translation Center