Print Page Options
Previous Prev Day Next DayNext

Old/New Testament

Each day includes a passage from both the Old Testament and New Testament.
Duration: 365 days
Oriya Bible: Easy-to-Read Version (ERV-OR)
Version
ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 34-36

ପରମେଶ୍ୱର ତାଙ୍କର ଶତ୍ରୁକୁ ଦଣ୍ଡ ଦେବେ

34 ହେ ସମସ୍ତ ଦେଶୀୟଗଣ, ନିକଟକୁ ଆସି ଶ୍ରବଣ କର। ହେ ଗୋଷ୍ଠୀସମୂହ, ତୁମ୍ଭେମାନେ ଧ୍ୟାନର ସହିତ ଶୁଣ। ପୃଥିବୀ ଓ ତଦୁପରି ସମସ୍ତ ଜଗତ କରନ୍ତୁ, ଜଗତ ଓ ସେଥିରୁ ସୃଷ୍ଟି ସମସ୍ତ ପଦାର୍ଥ ଶ୍ରବଣ କରୁ। କାରଣ ସଦାପ୍ରଭୁ ଦେଶୀୟ ସମସ୍ତଙ୍କ ବିପକ୍ଷରେ ଓ ସମସ୍ତ ସୈନ୍ୟସାମନ୍ତଙ୍କ ପ୍ରତିକୂଳରେ ତାଙ୍କର ପ୍ରଚଣ୍ଡ କ୍ରୋଧ ପ୍ରକାଶ କରିଛନ୍ତି। ସଦାପ୍ରଭୁ ସେମାନଙ୍କୁ ବିନାଶ କରିବେ ଓ ସେ ମଧ୍ୟ ସେ ସମସ୍ତଙ୍କର ବିନାଶର କାରଣ ହେବେ। ସେହି ନିହତ ଲୋକମାନେ ବାହାରେ ନିକ୍ଷିପ୍ତ ହେବେ। ସେମାନଙ୍କ ଶବ ଦୁର୍ଗନ୍ଧ ଦେବ ଓ ସେମାନଙ୍କର ରକ୍ତ ପର୍ବତଗୁଡ଼ିକରେ ବୋହି ଯିବ। ପୁଣି ଆକାଶ ମଣ୍ଡଳର ସମସ୍ତ ସୈନ୍ୟ କ୍ଷୟପ୍ରାପ୍ତ ହେବେ ଏବଂ ମୋଡ଼ା କାଗଜ ଭଳି ସେ ଗୁଡ଼ାଇ ହୋଇଥିବେ। ଦ୍ରାକ୍ଷାଲତାର ଓ ଡିମ୍ବିରି ବୃକ୍ଷର ଜୀର୍ଣ୍ଣପତ୍ର ସଦୃଶ ସମସ୍ତ ସୈନ୍ୟ ବିହୀନ ହେବେ ଏବଂ ପଡ଼ିଯିବେ। ସଦାପ୍ରଭୁ କୁହନ୍ତି, “ଏହା ଘଟିବ ଯେତେବେଳେ ଆମ୍ଭର ‌‌ଖ‌ଡ଼୍‌ଗ ପରିତୃପ୍ତ ରୂପେ ପାନ କରିଛି।”

ଦେଖ, ବିଗ୍ଭର ସାଧନ ନିମନ୍ତେ ତାହା ଇଦୋମର ଓ ଆମ୍ଭର ଅଭିଶପ୍ତ ଲୋକମାନଙ୍କ ଉପରେ ପଡ଼ିବ। ସଦାପ୍ରଭୁଙ୍କ ‌‌ଖ‌ଡ଼୍‌ଗ ରକ୍ତରେ ପରିତୃପ୍ତ ଓ ମେଦରେ ଓ ଛାଗଗଣର ଗୁରୁଦାର ମେଦରେ ପୁଷ୍ଟ। କାରଣ ବସ୍ତ୍ରରେ ସଦାପ୍ରଭୁଙ୍କର ଏକ ଯଜ୍ଞ ଓ ଇଦୋମ ଦେଶରେ ଏକ ମହା ହତ୍ୟାକାଣ୍ଡ ହେବ। ତେଣୁ ମେଷ, ବନ୍ୟ ଗୋରୁ, ବୃଷଭ ଏବଂ ଯୁବା ବୃଷଭ ଆସିବେ। ସେମାନଙ୍କ ରକ୍ତରେ ପରିପୂର୍ଣ୍ଣ ହେବ ଓ ସେମାନଙ୍କ ଚର୍ବ୍ବୀରେ ଭୂମି ଆଚ୍ଛାଦିତ ହେବ।

କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ। ଏହା ସିୟୋନର ଦିବା ସମ୍ବନ୍ଧୀୟ ପ୍ରତିଫଳର ବର୍ଷ। ଆଉ ମଧ୍ୟ ତହିଁର ସ୍ରୋତସବୁ ଝୁଣାରେ ଓ ତହିଁର ଧୂଳି ଗନ୍ଧକରେ ପରିଣତ ହେବ। ସେହି ଭୂମି ପ୍ରଜ୍ୱଳିତ ଝୁଣା ହେବ। 10 ସେହି ଅଗ୍ନି ଦିବାରାତ୍ରି ପ୍ରଜ୍ୱଳିତ ହେବ ଓ ତାହା କେବେ ନିର୍ବାପିତ ହେବ ନାହିଁ। ସେଥିରୁ ଚିରକାଳ ଧୂମ ନିର୍ଗତ ହେବ। ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ। ଅନନ୍ତକାଳ ପର୍ଯ୍ୟନ୍ତ ତାହା ମଧ୍ୟଦେଇ କେହି ଗମନ କରିବେ ନାହିଁ। 11 ପାଣି ଭେଳା ଓ ଝିଙ୍କ ତାହା ଅଧିକାର କରିବେ। ଆଉ ପେଗ୍ଭ ଓ ଡାମରା କାଉର ତାହା ମଧ୍ୟରେ ବାସ କରିବେ। ପୁଣି ସେ ସ୍ଥାନ “ଶୂନ୍ୟ ମରୁଭୂମି” ବୋଲି ଡକା ହେବ। 12 ସେମାନେ ତହିଁର କୁଳୀନମାନଙ୍କୁ ରାଜତ୍ୱ କରିବାକୁ ଡାକିବେ। ମାତ୍ର କେହି ସେଠାରେ ନ ଥିବେ ଓ ତହିଁର ଅଧିପତି ସମସ୍ତେ ଲୁପ୍ତ ହେବେ।

13 ସେଠାରେ ଥିବା ଅଟ୍ଟାଳିକାଗୁଡ଼ିକ କଣ୍ଟକ ଦ୍ୱାରା ଓ ଦୁର୍ଗଗୁଡ଼ିକ ବିଛୁଆତି ଓ କଣ୍ଟକଲତା ଦ୍ୱାରା ଆଚ୍ଛାଦିତ ହେବ। ତାହା ଶୃଗାଳମାନଙ୍କର ବାସସ୍ଥାନ ଓ ଓଟପକ୍ଷୀମାନଙ୍କର ଚରାସ୍ଥାନ ହେବ। 14 ସେଠାରେ ବନ୍ୟପଶୁଗଣ ଗଧିଆମାନଙ୍କ ସହିତ ମିଶି ବାସ କରିବେ। ବନ୍ୟଛାଗ ତା’ର ସାଥୀମାନଙ୍କୁ ଡାକିବ ଓ ନିଶାଚରମାନେ ସେଠାରେ ବାସ କରିବେ ଓ ବିଶ୍ରାମ ସ୍ଥାନ ଲାଭ କରିବେ। 15 ପେଗ୍ଭଗଣ ସେଠାରେ ବାସ କରିବେ ଏବଂ ପରିବାରକୁ ବୃଦ୍ଧି କରିବେ। ଚିଲମାନେ ନିଜର ସଙ୍ଗିନୀ ସହିତ ମିଳିତ ହେବେ।

16 ତୁମ୍ଭେମାନେ ସଦାପ୍ରଭୁଙ୍କ ପୁସ୍ତକରୁ ଅନୁସନ୍ଧାନ କରି ପାଠ କର। ସେଥିରେ ଲିଖିତ ଅଛି ସେମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ରହିବେ ନାହିଁ। କେହି ନିଜର ସଙ୍ଗିନୀକୁ ଛାଡ଼ିବ ନାହିଁ। କାରଣ ମୋର ମୁଖଦ୍ୱାରା ଏହି ଆଜ୍ଞା କରିଛନ୍ତି ଓ ତାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଛି। 17 ପରମେଶ୍ୱର ପୁଣି ସେମାନଙ୍କର ନିମନ୍ତେ ଗୁଲିବାଣ୍ଟ କରିଛନ୍ତି ଓ ତାଙ୍କର ହସ୍ତ ପରିମାପକ ରଜ୍ଜୁଦ୍ୱାରା ତାହା ବିଭାଗ କରି ସେମାନଙ୍କୁ ଦେଇଅଛି। ସେମାନେ ତାହା ଚିରକାଳ ଅଧିକାର କରିବେ, ସେମାନେ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରିବେ।

ପରମେଶ୍ୱର ତାଙ୍କର ସନ୍ତାନଗଣଙ୍କୁ ସୁଖ ପ୍ରଦାନ କରନ୍ତି

35 ଶୁଷ୍କ ମରୁଭୂମି ଆନନ୍ଦିତ ହେବ। ପୁଣି ମରୁଭୂମି ଉଲ୍ଲାସିତ ହୋଇ ପୁଷ୍ପତୁଲ୍ୟ ପ୍ରଫୁଲିତ ହେବ। ତା’ର ଅପାର ଆନନ୍ଦ ଉଲ୍ଲାସ ନୃତ୍ୟ ଓ ଗାନ ମାଧ୍ୟମରେ ପ୍ରଦର୍ଶନ କରିବ। ଲିବାନୋ‌ନ୍‌ର ପରାକ୍ରମ, କର୍ମିଲ ଓ ଶାରୋଣର ଶୋଭା ସେ ପ୍ରାପ୍ତ ହେବ। ଏସବୁ ଘଟିବ, କାରଣ ସେମାନେ ସଦାପ୍ରଭୁଙ୍କର ମହିମା ଏବଂ ସେମାନେ ପରମେଶ୍ୱରଙ୍କ ଶୋଭା ଦେଖିବେ।

ତୁମ୍ଭେମାନେ ଦୁର୍ବଳ ହାତକୁ ସବଳ କର ଓ କମିତ ଆଣ୍ଠୁକୁ ସୁସ୍ଥିର କର। ଭୀତଗ୍ରସ୍ତ ଲୋକମାନଙ୍କୁ ଅଭୟ ଦେଇ କୁହ, “ସାହସୀ ହୁଅ, ଭୟ କର ନାହିଁ।” ଦେଖ, ତୁମ୍ଭର ପରମେଶ୍ୱର ବିପକ୍ଷମାନଙ୍କ ଉପରେ ପ୍ରତିଶୋଧ ନେବାକୁ ଆସିବେ। ସଦାପ୍ରଭୁ ପ୍ରତିଫଳ ସହିତ ଆସି ତୁମ୍ଭମାନଙ୍କୁ ପରିତ୍ରାଣ କରିବେ। ସେତେବେଳେ ଅନ୍ଧମାନେ ଚକ୍ଷୁଷ୍ମାନ ହୋଇ ଦେଖି ପାରିବେ ଓ ବଧିରମାନେ ମୁକ୍ତ କର୍ଣ୍ଣରେ ଶ୍ରବଣ କରିବେ। ଖଞ୍ଜଲୋକ ହରିଣ ତୁଲ୍ୟ ନିଆଁ ମାରିବ ଓ ମୂକ ଆନନ୍ଦରେ ଗାନ କରିବ। କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ଝରଣାର ସ୍ରୋତ ବାହାରିବ। ମରିଚିକା ଜଳାଶୟ ହେବ। ଶୁଷ୍କ ମରୁଭୂମି ନିର୍ଝରମୟ ହେବ। ଶୃଗାଳମାନଙ୍କ ବାସ ସ୍ଥାନରେ ନଳ ଓ ତଣ୍ଡିବଣ ଜନ୍ମିବ।

ପୁଣି ସେତେବେଳେ ସେଠାରେ ରାଜଦଣ୍ଡ ଓ ପଥ ହେବ ଯାହାକି “ପବିତ୍ରତାର ପଥ” ବୋଲି ବିଖ୍ୟାତ ହେବ। ତାହା ଉପରେ କେବଳ ଧାର୍ମିକମାନେ ଗମନ କରିବେ। କୌଣସି ଅଶୁଚି, ମନ୍ଦାଗ୍ଭରୀ ଓ ଅଜ୍ଞାନୀମାନେ ସେ ପଥରେ ଯିବେ ନାହିଁ। ସେ ପଥରେ କୌଣସି ବିପଦ ନ ଥିବ। ସିଂହ କିମ୍ବା ହିଂସ୍ରକ ଜନ୍ତୁ ଆଘାତ ଦେବାକୁ ସେଠାରେ ନ ଥିବେ। ସେମାନେ ସେଠାରେ ଦେଖାଯିବେ ନାହିଁ। କେବଳ ମୁକ୍ତିପ୍ରାପ୍ତ ଲୋକମାନେ ତା’ଉପରେ ବିଚରଣ କରିବେ।

10 ପୁଣି ପରମେଶ୍ୱରଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ। ସେମାନେ ଆନନ୍ଦରେ ଗାନ କରି କରି ସିୟୋନରେ ଉପସ୍ଥିତ ହେବେ। ଚିରନ୍ତନ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ। ସେମାନେ ସମ୍ପୂର୍ଣ୍ଣ ଆନନ୍ଦ ଓ ଆହ୍ଲାଦ ଲାଭ କରିବେ। ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇଯିବ।

ଅଶୂରୀୟମାନଙ୍କ ଯିହୁଦା ଆକ୍ରମଣ

36 ରାଜା ହିଜକିୟଙ୍କ ଚତୁର୍ଦ୍ଦଶ ବର୍ଷ ରାଜତ୍ୱ କାଳରେ ଅଶୂରର ରାଜା ସ‌‌‌ନ୍‌‌‌ହେରୀବ ସୁଦୃଢ଼ ପ୍ରାଚୀର ବେଷ୍ଟିତ ଯିହୁଦାର ନଗର ସବୁକୁ ଆକ୍ରମଣ କରି ତାକୁ ଅଧିକାର କଲେ। ଅଶୂରର ରାଜା ସ‌‌‌ନ୍‌‌‌ହେରୀବ ତାଙ୍କର ସେନାଧ୍ୟକ୍ଷଙ୍କୁ ଏକ ବିଶାଳ ସୈନ୍ୟବାହିନୀ ଦେଇ ଲାଖି‌ଶ୍‌ଠାରୁ ଯିରୁଶାଲମକୁ ହିଜକିୟ ରାଜା ନିକଟକୁ ପଠାଇଲା। ଆଉ ସେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲା।

ଯିରୁଶାଲମର ତିନି ଜଣ ବ୍ୟକ୍ତି ସେନାଧ୍ୟକ୍ଷଙ୍କୁ ସାକ୍ଷାତ କରିବାକୁ ଗଲେ। ସେମାନେ ହେଲେ ହି‌ଲ୍‌‌‌କିୟର ପୁତ୍ର ରାଜଗୃହ ରକ୍ଷୀ ଇଲିୟାକୀମ୍, ଲେଖକ ଶି‌‌‌ବ୍‌‌‌ନ ଓ ଆସଫର ପୁତ୍ର ଇତିହାସ ଲେଖକ ଯୋୟାହ।

ଆଦେଶକର୍ତ୍ତା ସେମାନଙ୍କୁ କହିଲା,“ଏବେ ତୁମ୍ଭେମାନେ ହିଜକିୟଙ୍କୁ କୁହ, ଅଶୂରର ମହାରାଜା ଏହି କଥା କୁହନ୍ତି,

“‘ତୁମ୍ଭେମାନେ କ’ଣ ପାଇଁ ଏତେ ଆତ୍ମନିର୍ଭର ଶୀଳ। ମୁଁ କହୁଛି ଯୁଦ୍ଧ ପାଇଁ ତୁମ୍ଭମାନଙ୍କର ଏହି ଯେଉଁ ବଳ ଓ ମନ୍ତ୍ରଣା ବୃଥା କଥା, ତୁମ୍ଭେମାନେ କାହା ଉପରେ ବିଶ୍ୱାସ କରି ମୋ’ ବିପକ୍ଷରେ ବିଦ୍ରୋହ କରିଛ? ତୁମ୍ଭେମାନେ କ’ଣ ଭଗ୍ନ ଯଷ୍ଟି ସଦୃଶ ମିଶର ଉପରେ ନିର୍ଭର କରୁଛ? ତାହା ଯଦି କରୁଥାଅ ତେବେ ସେ ହାତରେ ଫୋଡ଼ି ହୋଇଯାଇ କଣା କରିଦେବ। ମିଶରର ରାଜା ଫାରୋ ଉପରେ ଯେଉଁମାନେ ବିଶ୍ୱାସ ରଖନ୍ତି, ସେମାନେ ସମସ୍ତେ କିଛି ସାହାଯ୍ୟ ପାଇବେ ନାହିଁ।

“‘ମାତ୍ର ତୁମ୍ଭେ ମୋତେ କହିପାର, “ଆମ୍ଭେମାନେ ସଦାପ୍ରଭୁ ଆମର ପରମେଶ୍ୱରଙ୍କ ଉପରେ ବିଶ୍ୱାସ କରୁଅଛୁ।” ମାତ୍ର ମୁଁ ଜାଣେ ହିଜକିୟ ସଦାପ୍ରଭୁଙ୍କ ପୂଜାସ୍ଥଳୀ ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଧ୍ୱଂସ କରି ଦେଇଛି। “ଆଉ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ କେବଳ ଯିରୁଶାଲମର ଯଜ୍ଞବେଦି ନିକଟରେ ପୂଜା କରିବାକୁ କହିଅଛି।”

“‘ଏହା ସତ୍ତ୍ୱେ, ଯଦି ତୁମ୍ଭେ ଯୁଦ୍ଧ କରିବାକୁ ଗ୍ଭହୁଁଛ, ଅଶୂରର ରାଜାଙ୍କ ସହିତ ସମ୍ପର୍କ କର, ସେମାନଙ୍କ ପାଇଁ ଯଦି ଅଶ୍ୱ ଆରୋହଣକାରୀମାନଙ୍କୁ ଖୋଜି ପାରିବ, ତେବେ ମୁଁ ତୁମ୍ଭଙ୍କୁ 200 ଅଶ୍ୱ ଦେବି। ମାତ୍ର ତୁମ୍ଭେ ମୋର ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ କ୍ଷୁଦ୍ରତମ ସେନାପତିଙ୍କୁ ମଧ୍ୟ ପରାସ୍ତ କରି ପାରିବ ନାହିଁ। ତେବେ ତୁମ୍ଭେ କିପରି ମିଶରର ଅଶ୍ୱାରୋହୀ ଓ ରଥ ଉପରେ ବିଶ୍ୱାସ ରଖୁଛ?

10 “‘ବର୍ତ୍ତମାନ ତୁମ୍ଭେ କ’ଣ ଭାବୁଛ ମୁଁ ସଦାପ୍ରଭୁଙ୍କ ବିନା ସାହାଯ୍ୟରେ ଏହି ସ୍ଥାନକୁ ଧ୍ୱଂସ କରି ପାରିବି? ସଦାପ୍ରଭୁ ମୋତେ କହିଲେ, “ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।”’”

11 ତା’ପରେ ଇଲିୟାକୀମ୍, ଶି‌‌‌ବ୍‌‌‌ନ ଓ ଯୋୟାହ ରବ୍‌ଶାକିକି କହିଲେ, “ଦୟାକରି ଆପଣ ଆପଣଙ୍କର ଦାସମାନଙ୍କୁ ଅରାମୀୟ ଭାଷାରେ କୁହନ୍ତୁ। କାରଣ ଆମ୍ଭେମାନେ ସେ ଭାଷା ବୁଝି ପାରୁଛୁ। ପୁଣି ପ୍ରାଚୀର ଉପରିସ୍ଥ ଲୋକମାନଙ୍କର ଗୋଚର ନିମନ୍ତେ ଯିହୁଦୀୟ ଭାଷାରେ କୁହନ୍ତୁ ନାହିଁ।”

12 ମାତ୍ର ର‌ବ୍‌ଶାକି କହିଲା, “ମୋର ପ୍ରଭୁ କ’ଣ ମୋତେ ତୁମ୍ଭମାନଙ୍କୁ ଓ ତୁମ୍ଭର ପୁତ୍ରଙ୍କୁ କହିବା ପାଇଁ ପଠାଇଛନ୍ତି? ସେ କ’ଣ ମୋତେ ତୁମ୍ଭମାନଙ୍କ ସହିତ ଯେଉଁମାନେ ଆପଣା ଆପଣା ବିଷ୍ଠା ଖାଉଛନ୍ତି ଓ ମୂତ୍ର ପାନ କରୁଛନ୍ତି, ସେମାନଙ୍କ ନିକଟକୁ ପଠାଇ ନାହାନ୍ତି?”

13 ତା’ପରେ ର‌ବ୍‌ଶାକି ଉଚ୍ଚସ୍ୱରରେ ଯିହୁଦୀୟ ଭାଷାରେ କହିଲେ।

14 ମହାରାଜା ଅଶୂରର ରାଜାଙ୍କର ଏହି ବାର୍ତ୍ତା ଶୁଣ: ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକିୟଙ୍କୁ ଦିଅ ନାହିଁ। କାରଣ ସେ ତୁମ୍ଭମାନଙ୍କୁ ଉଦ୍ଧାର କରିବାକୁ କ୍ଷମ ହେବେ ନାହିଁ। 15 ହିଜକିୟଙ୍କ କଥା ବିଶ୍ୱାସ କର ନାହିଁ। “ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖ। ସେ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ। ସଦାପ୍ରଭୁ ଅଶୂର ରାଜାଙ୍କୁ ଏହି ନଗର ଅଧିକାର କରିବାକୁ ଦେବେ ନାହିଁ।”

16 ହିଜକିୟଙ୍କ କଥା ଶୁଣ ନାହିଁ। କାରଣ ଅଶୂର ରାଜା ଏହିକଥା କୁହନ୍ତି, “ତୁମ୍ଭେମାନେ ମୋ’ ସହିତ ଚୁକ୍ତି କର। ତୁମ୍ଭେମାନେ ନଗରରୁ ବାହାରି ମୋ’ ନିକଟକୁ ଗ୍ଭଳିଆସ। ତା’ପରେ ପ୍ରତ୍ୟେକ ନିଜ ନିଜ ଗୃହକୁ ଯିବାକୁ ମୁକ୍ତ ଅଟ। ପ୍ରତ୍ୟେକ ଆପଣା ଆପଣା ଦ୍ରାକ୍ଷାଫଳ ଓ ଡିମ୍ବିରି ଫଳ ଭୋଜନ କର। ପ୍ରତ୍ୟେକ ନିଜ ନିଜ କୂପରୁ ଜଳ ପାନକର। 17 ତୁମ୍ଭମାନଙ୍କୁ ସ୍ୱଦେଶକୁ ନେଇଯିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି କାର୍ଯ୍ୟ କର। ସେହି ନୂତନ ଦେଶରେ ତୁମ୍ଭେମାନେ ଉତ୍ତମ ଶସ୍ୟ ଓ ଦ୍ରାକ୍ଷାରସ ଏବଂ ରୁଟୀ ଓ ଦ୍ରାକ୍ଷାକ୍ଷେତ୍ର‌ମାନ ଲାଭ କରିବ।”

18 ହିଜକିୟ ତୁମ୍ଭମାନଙ୍କ ପାଇଁ ଯେପରି ଦୁଃଖ ନ ମଣାଏ, ସେଥିପାଇଁ ଧ୍ୟାନ ଦିଅ। ସେ କୁହନ୍ତି, “ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।” ମାତ୍ର କୌଣସି ଗୋଷ୍ଠୀୟମାନଙ୍କର ଦେବତାଗଣ ମଧ୍ୟରୁ କୌଣସି ଦେବତା କ’ଣ ଅଶୂରୀୟ ରାଜାଙ୍କ ହସ୍ତରୁ ଆପଣା ଦେଶକୁ ଉଦ୍ଧାର କରିଅଛି? ନା। 19 ହମାତ ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଦେବତାମାନେ କାହାନ୍ତି? ସେମାନେ କ’ଣ ମୋ’ଠାରୁ ଶମରିୟାକୁ ଉଦ୍ଧାର କରିଛନ୍ତି? 20 ଏହିସବୁ ଦେଶର ଦେବତାଗଣ ମଧ୍ୟରୁ କେଉଁ ଦେବତା ମୋ’ ହସ୍ତରୁ ନିଜ ନିଜ ଦେଶ ଉଦ୍ଧାର କରିଅଛନ୍ତି ଯେ, ସଦାପ୍ରଭୁ ମୋ’ ହସ୍ତରୁ ଯିରୁଶାଲମକୁ ଉଦ୍ଧାର କରିବେ।

21 ମାତ୍ର ଯିରୁଶାଲମର ଲୋକମାନେ ନୀରବ ରହିଲେ। ତାହାକୁ ପଦେମାତ୍ର ଉତ୍ତର କଲେ ନାହିଁ। “କାରଣ ରାଜା ହିଜକିୟ ଉତ୍ତର ନ ଦେବା ପାଇଁ ଆଦେଶ ଦେଇଥିଲେ।”

22 ତା’ପରେ ହି‌ଲ୍‌‌‌କିୟର ପୁତ୍ର ରାଜଗୃହାଧ୍ୟକ୍ଷ ଇଲିୟାକୀମ୍। ଲେଖକ ଗି‌‌‌ବ୍‌‌‌ନ ଓ ଆସଫର ପୁତ୍ର ଇତିହାସ ଲେଖକ ଯୋୟାହ ଆପଣା ଆପଣା ବସ୍ତ୍ର ଚିରି ହିଜକିୟ ନିକଟକୁ ଆସି ରବ୍‌ଶାକିର କଥାସବୁ ତାକୁ ଜଣାଇଲେ।

କଲସୀୟଙ୍କ ପ୍ରତି ପତ୍ର 2

ମୁଁ ଗ୍ଭହେଁ ତୁମ୍ଭେମାନେ ଜାଣିରଖ ଯେ ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ମୁଁ କଠିନ ପରିଶ୍ରମ କରୁଛି। ଏବଂ ଲାଅଦିକୀଆରେ ଥିବା ଲୋକମାନଙ୍କୁ ଓ ମୋତେ ଦେଖି ନ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ୟ ମୁଁ ସାହାଯ୍ୟ କରିବାକୁ ଚେଷ୍ଟା କରୁଛି। ମୁଁ ଇଚ୍ଛା କରେ ଯେ ସେମାନେ ପ୍ରେମରେ ବାନ୍ଧି ହୋଇ ଶକ୍ତିଶାଳୀ ହୁଅନ୍ତୁ। ମୁଁ ଏହା ମଧ୍ୟ ଇଚ୍ଛା କରେ ଯେ ସେମାନେ ବୋଧଶକ୍ତି ଦ୍ୱାରା ପ୍ରାପ୍ତ ଦୃଢ଼ ବିଶ୍ୱାସରେ ଧନୀ ହୁଅନ୍ତୁ। ମୋର ଇଚ୍ଛା ଯେ ତୁମ୍ଭେମାନେ ପରମେଶ୍ୱରଙ୍କ ଦ୍ୱାରା ଜ୍ଞାତ କରାଯାଇଥିବା ଗୁପ୍ତ ସତ୍ୟ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ପୂର୍ଣ୍ଣ ଭାବରେ ଜାଣ। ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବିଜ୍ଞତାର ଭଣ୍ଡାର ସୁରକ୍ଷିତ ରଖା ହୋଇଛି।

ମୋର ଏପରି କହିବା ଉଦ୍ଦେଶ୍ୟ ଯେ ତୁମ୍ଭମାନଙ୍କୁ ଯେପରି କେହି ଭଲ ବୋଲି ଜଣା ପଡ଼ୁଥିବା ଅସତ୍ୟ ଶିକ୍ଷା ଦ୍ୱାରା ବିଭ୍ରାନ୍ତ କରି ନ ଦେଉ। ମୁଁ ମୋ’ ଶରୀରରେ ତୁମ୍ଭ ସହିତ ସେଠାରେ ନାହିଁ, କିନ୍ତୁ ମୋର ଆତ୍ମା ସେଠାରେ ଅଛି। ମୁଁ ତୁମ୍ଭମାନଙ୍କ ଉତ୍ତମ ଜୀବନ ଓ ତୁମ୍ଭମାନଙ୍କର ଖ୍ରୀଷ୍ଟଙ୍କଠାରେ ବଳିଷ୍ଠ ବିଶ୍ୱାସ ଦେଖି ପ୍ରସନ୍ନ ଅଟେ।

ଯୀଶୁ ଖ୍ରୀଷ୍ଟଙ୍କଠାରେ ରହିଥାଅ:

ତୁମ୍ଭେ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କୁ ଗ୍ରହଣ କରିଛ। ଅତଏବ କୌଣସି ଅସ୍ଥିରଚିତ୍ତ ନ ହୋଇ ତାହାଙ୍କୁ ଅନୁସରଣ କରିଗ୍ଭଲ। ତୁମ୍ଭେ କେବଳ ତାଙ୍କ ଉପରେ ନିର୍ଭର କର। ଜୀବନ ଓ ଶକ୍ତି ତାଙ୍କଠାରୁ ଆସେ। ତୁମ୍ଭକୁ ସତ୍ୟର ଶିକ୍ଷା ଦିଆଯାଇଛି। ସେହି ସତ୍ୟ ଶିକ୍ଷା ଉପରେ ତୁମ୍ଭର ଦୃଢ଼ ଆସ୍ଥା ରହିଥିବା ଉଚିତ୍। ପରମେଶ୍ୱରଙ୍କୁ ସବୁବେଳେ ଧନ୍ୟବାଦ ଦେଉଥାଅ।

ସାବଧାନ ରୁହ, ଯେପରି କେହି ତୁମ୍ଭକୁ ଅନର୍ଥକ, ଅସତ୍ୟ ଚିନ୍ତାଧାରା ଓ ବାକ୍ୟ ଦ୍ୱାରା ଭ୍ରାନ୍ତ ନ କରୁ। ଏହିଭଳି ଧାରଣାସବୁ ଖ୍ରୀଷ୍ଟଙ୍କଠାରୁ ନୁହେଁ, ମନୁଷ୍ୟଠାରୁ ଉତ୍ପନ୍ନ ହୁଏ। ଏହି ଧାରଣାଗୁଡ଼ିକ ହେଉଛି ସଂସାରର ଲୋକମାନଙ୍କର ମୂଲ୍ୟହୀନ ଧାରଣା। ପରମେଶ୍ୱର ଖ୍ରୀଷ୍ଟଙ୍କଠାରେ ପାର୍ଥିବ ଶରୀର ଧାରଣ କରି ବାସ କଲେ। 10 ଖ୍ରୀଷ୍ଟଙ୍କଠାରେ ତୁମ୍ଭେ ସମ୍ପୂର୍ଣ୍ଣ ଅଟ। ତୁମ୍ଭର ଆଉ କିଛି ଦରକାର ନାହିଁ। ସେ ହେଉଛନ୍ତି ଶାସକମାନଙ୍କର ଓ ଶକ୍ତିଗୁଡ଼ିକର ଶାସକ ବା ପ୍ରଧାନ।

11 ଖ୍ରୀଷ୍ଟଙ୍କଠାରେ ତୁମ୍ଭେମାନେ ଏକ ଭିନ୍ନ ପ୍ରକାରର ସୁନ୍ନତ ହୋଇଛ। ଏହି ସୁନ୍ନତ କୌଣସି ମଣିଷର ହାତ କରି ନାହିଁ। ଅର୍ଥାତ୍ ତୁମ୍ଭମାନଙ୍କୁ ତୁମ୍ଭର ପାପପୂର୍ଣ୍ଣ ଶକ୍ତିରୁ ମୁକ୍ତ କରାଯାଇଛି। ଖ୍ରୀଷ୍ଟ ଏହିଭଳି ସୁନ୍ନତ କରନ୍ତି। 12 ତୁମ୍ଭେ ଯେତେବେଳେ ବାପ୍ତିଜିତ ହୋଇଥିଲ, ତୁମ୍ଭର ପୁରୁଣା ସ୍ୱଭାବର ମୃତ୍ୟୁ ହେଲା ଓ ତୁମ୍ଭେ ଖ୍ରୀଷ୍ଟଙ୍କଠାରେ କବର ପ୍ରାପ୍ତ ହେଲ। ସେହି ବାପ୍ତିସ୍ମରେ ପରମେଶ୍ୱରଙ୍କ ଶକ୍ତିରେ ତୁମ୍ଭେ ବିଶ୍ୱାସ କରିଥିବା ହେତୁ ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ପୁଣି ପୁନରୁ‌ତ୍‌‌ଥିତ ହେଲ। ଯେତେବେଳେ ଖ୍ରୀଷ୍ଟ ମୃତ୍ୟୁରୁ ପୁନର୍ଜୀବିତ ହେଲେ, ସେତେବେଳେ ପରମେଶ୍ୱରଙ୍କ ଶକ୍ତି ଦେଖା ଯାଇଥିଲା।

13 ତୁମ୍ଭେ ନିଜର ପାପ ହେତୁରୁ ଏବଂ ତୁମ୍ଭର ପାପ ସ୍ୱଭାବ ହେତୁ ସ୍ୱାଧୀନ ନ ଥିବାରୁ ଆତ୍ମିକ ଭାବରେ ମୃତ ଥିଲ। କିନ୍ତୁ ପରମେଶ୍ୱର ତୁମ୍ଭକୁ ଖ୍ରୀଷ୍ଟଙ୍କ ସହିତ ପୁନର୍ଜୀବିତ କଲେ। ଏହା ସହିତ ପରମେଶ୍ୱର ଆମ୍ଭର ସମସ୍ତ ପାପଗୁଡ଼ିକୁ କ୍ଷମା ମଧ୍ୟ କଲେ। 14 ନିୟମଗୁଡ଼ିକ ପାଳନ ନ କରି ପାରିବା ଦ୍ୱାରା, ଆମ୍ଭ ବିରୁଦ୍ଧରେ ଲେଖା ଯାଇଥିବା ଚିଠାଟିକୁ ପରମେଶ୍ୱର ବ୍ୟର୍ଥ ବୋଲି ପ୍ରମାଣିତ କରି, ଆମ୍ଭକୁ କ୍ଷମା କଲେ। ଆମ୍ଭର ବିରୁଦ୍ଧାତ୍ମକ ସେହି ଚିଠାକୁ ପରମେଶ୍ୱର ନେଇଗଲେ ଓ କ୍ରୁଶ ଉପରେ ଟଙ୍ଗାଇ ଦେଲେ। 15 ପରମେଶ୍ୱର ଆତ୍ମିକ ଶାସକ ଓ ଶକ୍ତିଗୁଡ଼ିକୁ ପରାଜିତ କଲେ। କ୍ରୁଶ ଦ୍ୱାରା ସେ ଏମାନଙ୍କୁ ପରାଜିତ କଲେ ଓ ନିଜେ ବିଜୟୀ ହେଲେ। ପରମେଶ୍ୱର ସଂସାରକୁ ଦେଖାଇ ଦେଲେ ଯେ ସେମାନେ ଶକ୍ତିହୀନ ଅଟନ୍ତି।

ମନୁଷ୍ୟନିର୍ମିତ ନିୟମଗୁଡ଼ିକୁ ମାନ ନାହିଁ

16 ତେଣୁ ଯିହୂଦୀମାନଙ୍କର ଖାଇବା ଓ ପିଇବା କିଅବା ବିଧିବିଧାନ, (ଅର୍ଥାତ୍ ଉତ୍ସବଗୁଡ଼ିକ ମାସର ପ୍ରତିପଦାଗୁଡ଼ିକ, ବା ବିଶ୍ରାମବାରଗୁଡ଼ିକ) [a] ବିଷୟରେ କୌଣସି ଲୋକ ଯେପରି ନିୟମ ତିଆରି ନ କରୁ। 17 ପୂର୍ବ କାଳରେ ଏଗୁଡ଼ିକ ଭବିଷ୍ୟତରେ ଘଟିବାକୁ ଯାଉଥିବା ଘଟଣାଗୁଡ଼ିକର ଛାୟା ମାତ୍ର ଥିଲା। କିନ୍ତୁ ଯାହାସବୁ ଘଟିବାକୁ ଥିଲା, ସେଗୁଡ଼ିକର ବାସ୍ତବରୂପ ହେଉଛନ୍ତି ଖ୍ରୀଷ୍ଟ। 18 କେତେକ ଲୋକ, ନିଜକୁ ନମ୍ର ବୋଲି ଦେଖାନ୍ତି ଓ ସ୍ୱର୍ଗଦୂତମାନଙ୍କୁ ପୂଜା କରିବାକୁ ଭଲ ପାଆନ୍ତି। ସେମାନେ ସବୁବେଳେ ଦେଖିଥିବା ଦର୍ଶନ ବିଷୟରେ କଥାବାର୍ତ୍ତା କରନ୍ତି। ଏଭଳି ଲୋକଙ୍କୁ କହିବାକୁ ପ୍ରଶ୍ରୟ ଦିଅ ନାହିଁ ଯେ, “ତୁମ୍ଭେମାନେ ଦର୍ଶନ କରୁ ନାହଁ, ସ୍ୱର୍ଗଦୂତମାନଙ୍କ ପୂଜା କରୁ ନାହଁ, ସେଥିପାଇଁ ତୁମ୍ଭେ ଭୁଲ୍।” ଏହି ଲୋକ ପ୍ରକୃତରେ କେବଳ ମନୁଷ୍ୟମାନଙ୍କ ବିଗ୍ଭରରେ ବୁଡ଼ି ରହିଥିବାରୁ ଓ ପରମେଶ୍ୱରଙ୍କ କଥା ବିଗ୍ଭର ନ କରୁଥିବାରୁ ବୃଥାରେ ଗର୍ବ କରନ୍ତି। 19 ସେମାନେ ନିଜକୁ ମସ୍ତକ ରୂପ ଖ୍ରୀଷ୍ଟଙ୍କ ଅଧୀନରେ ରଖନ୍ତି ନାହିଁ। ସମ୍ପୂର୍ଣ୍ଣ ଶରୀର, ଖ୍ରୀଷ୍ଟଙ୍କ ଉପରେ ନିର୍ଭରଶୀଳ। ଖ୍ରୀଷ୍ଟଙ୍କ ପାଇଁ ଶରୀରର ସମସ୍ତ ସଦସ୍ୟ ପରସ୍ପରକୁ ସାହାଯ୍ୟ କରନ୍ତି ଓ ପରସ୍ପରର ଯତ୍ନ ନିଅନ୍ତି। ଏହା ଶରୀରର ସମସ୍ତ ଅଙ୍ଗଗୁଡ଼ିକୁ ଏକାଠି ଧରି ରଖେ ଓ ଶକ୍ତି ପ୍ରଦାନ କରେ। ଅତଏବ ପରମେଶ୍ୱରଙ୍କ ଇଚ୍ଛାନୁସାରେ ଶରୀର ବୃଦ୍ଧି ପାଏ।

20 ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ମୃତ୍ୟୁ ବରଣ କରିଛ ଓ ଜଗତର ଅସାର ନିୟମଗୁଡ଼ିକରୁ ମୁକ୍ତ କରାଯାଇଛ। ତଥାପି ତୁମ୍ଭେ ନିଜକୁ ଜଗତର ଲୋକ ବୋଲି ଭାବି କାହିଁକି ଏବେ ମଧ୍ୟ ଏପରି ବ୍ୟବହାର କରୁଛ? ତୁମ୍ଭେ ନିମ୍ନ ନିୟମଗୁଡ଼ିକ କ’ଣ ପାଇଁ ପାଳନ କରୁଛ: 21 “ଏହା ଖାଅ ନାହିଁ।”, “ତାହା ଗ୍ଭଖ ନାହିଁ।”, “ସେ ଜିନିଷକୁ ଛୁଅଁ ନାହିଁ।” 22 ଏହି ଜାଗତିକ ନିୟମଗୁଡ଼ିକ ସେହିସବୁ ବିଷୟରେ ଅଟେ, ଯାହାକି ବ୍ୟବହାର ହେବା ପରେ ନଷ୍ଟ ହୋଇଯାଆନ୍ତି। ସେହି ଆଦେଶ ଓ ଶିକ୍ଷାଗୁଡ଼ିକ ମନୁଷ୍ୟମାନଙ୍କଠାରୁ, ପରମେଶ୍ୱରଙ୍କଠାରୁ ନୁହେଁ। 23 ଏହି ବ୍ୟବସ୍ଥାଗୁଡ଼ିକ ଜ୍ଞାନପୂର୍ଣ୍ଣ ଜଣା ପଡ଼ୁଥିଲେ ମଧ୍ୟ ମନୁଷ୍ୟ ଦ୍ୱାରା ଗଠନ କରାଯାଇଥିବା ଧର୍ମର ଗୋଟିଏ ଗୋଟିଏ ଅଂଶ, ଯାହାଦ୍ୱାରା ଲୋକେ ନମ୍ର ବୋଲି ଛଳନା କରନ୍ତି ଓ ନିଜର ଶରୀରକୁ ତାଡ଼ନା କରନ୍ତି। କିନ୍ତୁ ଏହି ନିୟମଗୁଡ଼ିକ ସେମାନଙ୍କୁ ସେମାନଙ୍କର ପାପ ସ୍ୱଭାବ ଓ ମନ୍ଦ କାର୍ଯ୍ୟରୁ ଦୂରରେ ରହିବା ପାଇଁ ସାହାଯ୍ୟ କରେ ନାହିଁ।

Oriya Bible: Easy-to-Read Version (ERV-OR)

2010 by World Bible Translation Center