Print Page Options
Previous Prev Day Next DayNext

Old/New Testament

Each day includes a passage from both the Old Testament and New Testament.
Duration: 365 days
Oriya Bible: Easy-to-Read Version (ERV-OR)
Version
ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 50-52

ଇସ୍ରାଏଲ ସେମାନଙ୍କ ପାପପାଇଁ ଦଣ୍ଡିତ ହେଲା

50 ସଦାପ୍ରଭୁ ଏହିକଥା କୁହନ୍ତି,
“ହେ ଇସ୍ରାଏଲର ପୁତ୍ରଗଣ, ତୁମ୍ଭେମାନେ ଭାବୁଛ ଆମ୍ଭେ ତୁମ୍ଭର ମାତା ଯିରୁଶାଲମକୁ ତ୍ୟାଗ କରିଅଛୁ।
    ପ୍ରମାଣ ସ୍ୱରୂପ ସେ ଛାଡ଼ପତ୍ର କାହିଁ
ଅଥବା ଆମ୍ଭ ମହାଜନମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ?
    ଏଠାରେ ଦେଖ, ତୁମ୍ଭେମାନେ ନିଜର ଅପରାଧ ପାଇଁ ବିକ୍ରୀ ହୋଇଥିଲ
ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା
    ତୁମ୍ଭମାନଙ୍କୁ ପରିତ୍ୟକ୍ତା ହୋଇଥିଲେ।
ଆମ୍ଭେ ଆସିଲା ବେଳେ କାହିଁକି କେହି ଉପସ୍ଥିତ ନ ଥିଲ?
    ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେବାକୁ କାହିଁକି ନ ଥିଲ?
ଆମ୍ଭର ହସ୍ତ କ’ଣ ଛୋଟ ଯେ ତାହା ମୁକ୍ତ କରି ପାରିବ ନାହିଁ?
    କିମ୍ବା ଉଦ୍ଧାର କରିବା ପାଇଁ ଆମ୍ଭର କ’ଣ ପରାକ୍ରମ ନାହିଁ?
ଦେଖ, ଆମ୍ଭର ଆଦେଶରେ ସମୁଦ୍ର ଶୁଖିଯାଇପାରେ
    ଓ ନଦନଦୀକୁ ପ୍ରାନ୍ତର କରିଦେଇ ପାରୁ।
ସେଥିରେ ଥିବା ମତ୍ସ୍ୟ ଜଳ ଅଭାବରୁ
    ତୃଷାର୍ତ୍ତ ହୋଇ ମରିଯିବେ ଓ ଦୁର୍ଗନ୍ଧ ହେବ।
ଆମ୍ଭେ ଆକାଶମଣ୍ଡଳକୁ କାଳିମା ପିନ୍ଧାଉ
    ଓ ଚଟବସ୍ତ୍ରରେ ସେହିସବୁର ଆଚ୍ଛାଦନ କରୁ।”

ପରମେଶ୍ୱରଙ୍କ ସେବକ ପ୍ରକୃତ ପରମେଶ୍ୱରଙ୍କ ଉପରେ ନିର୍ଭରଶୀଳ

ମୋର ପ୍ରଭୁ ସଦାପ୍ରଭୁ ମୋତେ ଶିକ୍ଷା ଦେଇଛନ୍ତି ମୁଁ ଯେପରି କ୍ଳାନ୍ତ ଦୁର୍ବଳମାନଙ୍କୁ ସୁସ୍ଥିର କରି ପାରିବି, ସେ ପ୍ରତି ପ୍ରଭାତରେ ମୋତେ ଜାଗ୍ରତ କରାନ୍ତି ଓ ବିଦ୍ୟାର୍ଥୀପରି ଶୁଣିବା ପାଇଁ ମୋର କର୍ଣ୍ଣକୁ ଜାଗ୍ରତ କରାନ୍ତି। ମୋର ପ୍ରଭୁ ସଦାପ୍ରଭୁ ମୋର କର୍ଣ୍ଣକୁ ମୁକ୍ତ କରିଛନ୍ତି; ପୁଣି ମୁଁ ତାଙ୍କର ବିରୁଦ୍ଧାଗ୍ଭରୀ ହୋଇ ନାହିଁ କିମ୍ବା ପଛକୁ ଫେରି ନାହିଁ। ମୁଁ ପ୍ରହାରକ ଦେବା ପାଇଁ ମୋର ପିଠି ଦେଖାଇ ଦେବି, ମୋର ଦାଢ଼ି ଉପାଡ଼ିବା ପାଇଁ ମୋର ଗାଲ ଦେଖାଇ ଦେବି, ପୁଣି ଅପମାନିତ ହେବାକୁ ଛେପ ପକାଇବାକୁ ମୋର ମୁହଁ ଲୁଗ୍ଭଇବି ନାହିଁ। ମୋର ପ୍ରଭୁ ସଦାପ୍ରଭୁ ମୋତେ ସାହାଯ୍ୟ କରିବେ; ତେଣୁ ସେମାନଙ୍କର ଅପମାନ ମୋତେ ବାଧିବ ନାହିଁ। ଏଥିପାଇଁ ମୁଁ ଚକମକି ପଥର ପରି ମୋର ମୁଖକୁ ରଖିଅଛି। ମୁଁ ଜାଣେ ମୁଁ ଲଜ୍ଜିତ ହେବି ନାହିଁ।

ଯେ ମୋତେ ଧର୍ମାଗ୍ଭରୀ କରନ୍ତି ସେ ମୋ’ ନିକଟବର୍ତ୍ତୀ। ତେଣୁ ମୋତେ କିଏ ବିରୋଧ କରିବ? ଆସ ଆମ୍ଭେମାନେ ଏକତ୍ର ଛିଡ଼ା ହେବା, କିଏ ମୋର ବିପକ୍ଷରେ ଯିବ ସେ ମୋ’ ନିକଟକୁ ଆସୁ। ଦେଖ, ସଦାପ୍ରଭୁ, ମୋର ପ୍ରଭୁ ମୋତେ ସାହାଯ୍ୟ କରିବେ। ତେଣୁ କିଏ ମୋତେ ଦୋଷୀ କରିବ? ସେମାନେ ସମସ୍ତେ ଜୀର୍ଣ୍ଣ ବସ୍ତ୍ର ସଦୃଶ ହେବେ ଓ କୀଟ ସେଗୁଡ଼ିକୁ ଗ୍ରାସ କରିବ।

10 ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାଙ୍କ ସେବକର ବାକ୍ୟ ପାଳନ କରେ? ପୁଣି ଯେ ଆଲୋକ ବିନା ଅନ୍ଧକାରରେ ଗମନ କରେ ସେ ସଦାପ୍ରଭୁଙ୍କ ନାମ ଉପରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭରଶୀଳ ହେଉ।

11 “ଦେଖ, ତୁମ୍ଭେମାନେ ନିଜ ନିଜ ପଥରେ ବଞ୍ଚିବାକୁ ଗ୍ଭହୁଁଛ। ତୁମ୍ଭେମାନେ ନିଜେ ନିଜେ ଅଗ୍ନି ଜାଳୁଅଛ ଓ ଅଗ୍ନିଖୁଣ୍ଟାରେ ନିଜକୁ ବେଷ୍ଟନ କରୁଅଛ। ପୁଣି ତୁମ୍ଭେମାନେ ନିଜ ଅଗ୍ନିଶିଖା ଓ ନିଜ ପ୍ରଜ୍ୱଳିତ ଅଗ୍ନିଖୁଣ୍ଟା ମଧ୍ୟରେ ଗମନ କର। ମୋ’ ହସ୍ତରୁ ଏହା ତୁମ୍ଭେମାନେ ପାଇବ, ତୁମ୍ଭେମାନେ ଶୋକରେ ଶୟନ କରିବ।”

ଇସ୍ରାଏଲ ଅବ୍ରହାମ ସଦୃଶ ହେବା ଉଚିତ୍

51 “ହେ ଧର୍ମାଗ୍ଭରୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ। ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଚ୍ଛେଦରୁ ଖୋଳା ହୋଇଥିଲା, ତାହା ପ୍ରତି ଦୃଷ୍ଟିପାତ କର। ତୁମ୍ଭମାନଙ୍କ ପିତା ଅବ୍ରହାମ ଓ ଜନ୍ମଦାତ୍ରୀ ସାରା ପ୍ରତି ଦୃଷ୍ଟି ଦିଅ। ସେ ଯେତେବେଳେ ଏକାକୀ ଥିଲା ଆମ୍ଭେ ତାହାକୁ ଆହ୍ୱାନ କଲୁ। ଆମ୍ଭେ ଆଶୀର୍ବାଦ କରି ତାକୁ ବହୁ ବଂଶ କଲୁ।”

ସେହିପରି ସଦାପ୍ରଭୁ ସିୟୋନକୁ ଆଶୀର୍ବାଦ କରିବେ; ସେ ତାହାର ଉପଦ୍ରୁତ ସ୍ଥାନଗୁଡ଼ିକ ପାଇଁ ଦୁଃଖିତ ହେବେ। ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିବେ। ତାହାର ଲୋକମାନେ ଆନନ୍ଦିତ ଓ ଉଲ୍ଲସିତ ହେବେ ଏବଂ ସଙ୍ଗୀତ ଧ୍ୱନି କରି ଧନ୍ୟବାଦ ଦେବେ।

“ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ୟରେ ଅବଧାନ କର;
ହେ ଆମ୍ଭର ଦେଶୀୟ ଲୋକମାନେ, ଆମ୍ଭ କଥାରେ କର୍ଣ୍ଣପାତ କର।
    ଆମ୍ଭଠାରୁ ଏକ ବ୍ୟବସ୍ଥା ନିର୍ଗତ ହେବ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଗ୍ଭର ସ୍ଥାପନ କରିବା।
ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହୋଇଅଛି
    ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଗ୍ଭର କରିବ।
ଦ୍ୱୀପଗଣ ଆମ୍ଭ ଅପେକ୍ଷାରେ ରହିବେ
    ଓ ଆମ୍ଭର ପରାକ୍ରମରେ ଆଶା ରଖିବେ।
ତୁମ୍ଭେମାନେ ସ୍ୱର୍ଗମଣ୍ଡଳ ପ୍ରତି ଊର୍ଦ୍ଧ୍ୱଦୃଷ୍ଟି କର
    ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର।
କାରଣ ଆକାଶ ମଣ୍ଡଳ ଧୂମ ତୁଲ୍ୟ ଅନ୍ତର୍ହିତ ହେବ
    ଓ ଭୂମଣ୍ଡଳ ବସ୍ତୁ ତୁଲ୍ୟ ଜୀର୍ଣ୍ଣ ହେବ।
ଆଉ ମଧ୍ୟ ପୃଥିବୀବାସୀ ସେହିପରି ମୃତ୍ୟୁବରଣ କରିବେ।
    ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତକାଳସ୍ଥାୟୀ ହେବ
    ଓ ଆମ୍ଭର ଧର୍ମାଗ୍ଭର ଲୁପ୍ତ ହେବ ନାହିଁ।
ତୁମ୍ଭେ ଯେଉଁମାନଙ୍କୁ ଯଥାର୍ଥ ଜାଣ।
    ଯେଉଁ ଲୋକମାନେ ମୋର ଶିକ୍ଷା ହୃଦୟରେ ଧରି ରଖନ୍ତି, ଦୟାକରି ମୋ’ କଥା ଶୁଣ,
ତୁମ୍ଭେମାନେ ଦୁଷ୍ଟ ଲୋକଙ୍କ ଅପମାନରେ
    ଭୟଭୀତ ହୁଅ ନାହିଁ।
କାରଣ ସେମାନେ ଜୀର୍ଣ୍ଣ ବସ୍ତୁ ସଦୃଶ ଓ କୀଟ ସେମାନଙ୍କୁ ଖାଇ ପକାଇବ
    ଓ ପୋକ ପଶମ ବସ୍ତୁକୁ ଖାଇଲା ପରି ସେମାନଙ୍କୁ ଖାଇ ପକାଇବ।
ମାତ୍ର ଆମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ହେବ
    ଓ ଆମ୍ଭର ପରିତ୍ରାଣ ଚିରକାଳ ବିରାଜିତ ହେବ।”

ପରମେଶ୍ୱରଙ୍କ ସ୍ୱପରାକ୍ରମ ତାଙ୍କର ସନ୍ତାନମାନଙ୍କୁ ରକ୍ଷା କରିବ

ହେ ସଦାପ୍ରଭୁଙ୍କ ବାହୁ, ଉଠ, ଜାଗ୍ରତ ହୁଅ।
    ବଳ ଧାରଣ କର।
ଯେପରି ପୂର୍ବକାଳରେ ଓ ପ୍ରାଚୀନକାଳର
    ପୁରୁଷ ପରମ୍ପରା ସମୟରେ ଉଠିଥିଲ, ସେହିପରି ଜାଗ।
ରାହାବକୁ ଯେ ଖଣ୍ଡ ଖଣ୍ଡ କରି କାଟିଥିଲେ
    ଓ ନାଗକୁ ଯେ ବିଦ୍ଧ କରିଥିଲେ, ସେହି ପ୍ରଭୁ ତୁମ୍ଭେ ନୁହଁ କି?
10 ଯେ ସମୁଦ୍ରକୁ ଓ ଗଭୀରତମ ବାରିଧିର ଜଳରାଶିକୁ ଶୁଷ୍କ କଲେ,
    ଯେ ମୁକ୍ତିପ୍ରାପ୍ତ ଲୋକମାନଙ୍କର ପାର ହେବା ପାଇଁ
    ସମୁଦ୍ରର ଗଭୀରତମ ସ୍ଥାନ ପଥ କଲେ, ସେହି ପ୍ରଭୁ ତୁମ୍ଭେ ନୁହଁ କି?
11 ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ,
    ଆନନ୍ଦ ଗାନ କରି ସିୟୋନରେ ଉପସ୍ଥିତ ହେବେ।
ଚିର ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ।
    ସେମାନେ ଆନନ୍ଦ
ଓ ଉଲ୍ଲାସ ପ୍ରାପ୍ତ ହେବେ
    ଏବଂ ଦୁଃଖ ଶୋକ ସୁଦୂରଗାମୀ ହେବ।

12 ସଦାପ୍ରଭୁ କୁହନ୍ତି, “ଆମ୍ଭେ ହେଉଛୁ ସେହି ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା ଦିଅନ୍ତି,
    ତେବେ ତୁମ୍ଭେ କାହିଁକି ମରଣଶୀଳ ମାନବ ଯେ କି ତୃଣତୁଲ୍ୟ
    ଏପରି ମାନବର ସନ୍ତାନକୁ ଭୟ କରୁଅଛ?”

13 ସଦାପ୍ରଭୁ ଯେ ଏହି ଆକାଶମଣ୍ଡଳ ବିସ୍ତାର କରିଅଛନ୍ତି,
    ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛନ୍ତି
    ଓ ତୁମ୍ଭର ନିର୍ମାଣକର୍ତ୍ତା, ତୁମ୍ଭେ ତାଙ୍କୁ ଭୁଲିଅଛ।
ତେଣୁ ତୁମ୍ଭେ ଦିନଯାକ ନିରନ୍ତର ସେମାନଙ୍କୁ ଭୟ କରୁଅଛ
    ଯେ ତୁମ୍ଭକୁ ବିନାଶ କରିବାକୁ ଉଦ୍ୟତ ହୋଇ କୋପ କରିଛନ୍ତି।
ମାତ୍ର ସେହି ଉପଦ୍ରବକାରୀ ଏବେ କାହାନ୍ତି
    ଓ ତାଙ୍କର କୋପ କାହିଁ?

14 ନିର୍ବାସିତ ବନ୍ଦୀ ଶୀଘ୍ର ମୁକ୍ତ ହେବ।
    ପୁଣି ସେ ମରି ଗର୍ତ୍ତକୁ ଯିବ ନାହିଁ।
କିମ୍ବା ତାହାର ଖାଦ୍ୟର ଅଭାବ ହେବ ନାହିଁ।

15 “ତରଙ୍ଗଗୁଡ଼ିକୁ ଗର୍ଜନ କରିବାକୁ ଯେ ସମୁଦ୍ରକୁ ଆଲୋଡ଼ିତ କରନ୍ତି।
    ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଟୁ।”
    ତାଙ୍କର ନାମ ସର୍ବଶକ୍ତିମାନ ସଦାପ୍ରଭୁ।

16 “ହେ ମୋର ସେବକ ଇସ୍ରାଏଲ, ଆମ୍ଭେ ତୁମ୍ଭ ମୁଖରେ ଆମ୍ଭର ବାକ୍ୟ ରଖିଅଛୁ ଓ ଆମ୍ଭର ହସ୍ତର ଛାୟାରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ। ତୁମ୍ଭେ ସିୟୋନକୁ ଏହା କହିବ ଯେ, ଆମ୍ଭେ ସ୍ୱର୍ଗମଣ୍ଡଳ ରୋପଣ କରିଅଛୁ ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛୁ, ‘ତୁମ୍ଭେମାନେ ମୋର ସନ୍ତାନ।’”

ପରମେଶ୍ୱର ଇସ୍ରାଏଲକୁ ଦଣ୍ଡ ଦେଲେ

17 ହେ ଯିରୁଶାଲମ, ଉଠ, ଜାଗ, ଛିଡ଼ାହୁଅ!
କାରଣ ସଦାପ୍ରଭୁ ତୁମ୍ଭ ଉପରେ କୋପ କରିଛନ୍ତି।
    ତେଣୁ ସେ ତୁମ୍ଭକୁ ଦଣ୍ଡ ଦେଇଛନ୍ତି।
ସେ ଦଣ୍ଡ ଏକ ମଦପାତ୍ର ସଦୃଶ ଓ ତୁମ୍ଭେ ତାହା ପାନ କରିଛ।
    ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ କୋପରୂପ ପାନପାତ୍ର ନେଇ ତାହାକୁ ଶେଷ କରିଅଛ।

18 ଯିରୁଶାଲମ ଅନେକ ସନ୍ତାନ ଜନ୍ମ ଦେଇଛି, ମାତ୍ର ସେମାନଙ୍କ ମଧ୍ୟରେ ତାକୁ ବାଟ କଢ଼ାଇ ନେବାକୁ କେହି ନାହାନ୍ତି। ପୁଣି ସେ ଯେଉଁ ସନ୍ତାନଗଣଙ୍କୁ ପାଳନ କରିଅଛି, ସେମାନଙ୍କ ମଧ୍ୟରେ କେହି ତାହା ହାତଧରି ନେବା ପାଇଁ ନାହାନ୍ତି। 19 ଦୁଇଟି ବିଷୟ ତୁମ୍ଭ ପ୍ରତି ଘଟିଅଛି, ଶୂନ୍ୟତା ଓ ବିନାଶ ଏବଂ ଦୁର୍ଭିକ୍ଷ ଓ ‌‌ଖ‌ଡ଼୍‌ଗ।

ତେଣୁ କିଏ ତୁମ୍ଭ ପାଇଁ ବିଳାପ କରିବ? କିଏ ତୁମ୍ଭକୁ ସାନ୍ତ୍ୱନା ଦେବ? 20 ତୁମ୍ଭର ସନ୍ତାନଗଣ ମୂର୍ଚ୍ଛିତ ହୋଇଅଛନ୍ତି। ସେମାନେ ପ୍ରତ୍ୟେକ ସଡ଼କ ମୁଣ୍ଡରେ ପଡ଼ିଛନ୍ତି ଯେପରି ହରିଣ ଜାଲ ପାଶରେ ଆବଦ୍ଧ ହୁଏ। ସେମାନେ ସଦାପ୍ରଭୁଙ୍କ କୋପରେ ଓ ତୁମ୍ଭ ପରମେଶ୍ୱରଙ୍କ ଧମକରେ ପରିପୂର୍ଣ୍ଣ।

21 ଏଣୁ ଦୟାକରି ଏହା ଶୁଣ, ହେ ଯିରୁଶାଲମ, ତୁମ୍ଭେ ଦ୍ରାକ୍ଷାରସର କୁହୁକରେ ମତ୍ତ ନୁହଁ, କିନ୍ତୁ ତୁମ୍ଭେ ମତ୍ତୁଆଲା ଅଟ।

22 ତୁମ୍ଭ ପ୍ରଭୁ ସଦାପ୍ରଭୁ ଯେ କି ନିଜ ଲୋକମାନଙ୍କର ସପକ୍ଷରେ ସେହି ପରମେଶ୍ୱର ଏହି କଥା କୁହନ୍ତି, “ଦେଖ, ଆମ୍ଭେ ‘କୋପରୂପକ ପାନପାତ୍ର’ ତୁମ୍ଭ ହସ୍ତରୁ କାଢ଼ି ନେଇ ଅଛୁ। ତୁମ୍ଭେ ଆଉ ପାନ କରିବ ନାହିଁ ଅର୍ଥାତ୍ ଆମ୍ଭେ ଆଉ ତୁମ୍ଭକୁ ଦଣ୍ଡ ଦେବୁ ନାହିଁ। 23 ଯେଉଁମାନେ ତୁମ୍ଭକୁ କ୍ଳେଶ ଦେଇଛନ୍ତି, ସେହିମାନଙ୍କ ବିପକ୍ଷରେ ଆମ୍ଭେ ଯିବା। ସେମାନେ ତୁମ୍ଭକୁ କହିଛନ୍ତି, ‘ତୁମ୍ଭେ ନଇଁପଡ଼, ଆମ୍ଭେ ତୁମ୍ଭ ଉପରେ ଗମନ କରିବୁ।’ ପୁଣି ତୁମ୍ଭେମାନେ ଭୂମି ଓ ସଡ଼କପରି ପିଠି ପାତି ଦେଇଛ ଏବଂ ସେମାନେ ତୁମ୍ଭମାନଙ୍କ ଉପରେ ଗମନାଗମନ କରିଛନ୍ତି।”

ଇସ୍ରାଏଲ ସୁରକ୍ଷିତ ହେବ

52 ହେ ସିୟୋନ, ଉଠ, ଜାଗ,
    ଆପଣା ବଳ ପରିଧାନ କର।
ହେ ପବିତ୍ର ନଗରୀ, ଯିରୁଶାଲମ!
    ତୁମ୍ଭେ ତୁମ୍ଭର ସୁନ୍ଦର ବସ୍ତୁସବୁ ପରିଧାନ କର।
    କାରଣ ଏହି ସମୟ ମଧ୍ୟରେ ତୁମ୍ଭ ମଧ୍ୟକୁ ଅନୁନ୍ନତ ଓ ଅଶୁଚି ଲୋକ ଆସିବେ ନାହିଁ।
ତୁମ୍ଭେ ନିଜ ଦେହର ଧୂଳି ଝାଡ଼ି ଦିଅ,
ହେ ସିୟୋନର ବନ୍ଦୀନି କନ୍ୟା ଯିରୁଶାଲମ!
    ଉଠ, ତୁମ୍ଭ ଗଳାର ସେ ବନ୍ଧନକୁ ଢିଲା କର।
ସଦାପ୍ରଭୁ ଏହି କଥା କୁହନ୍ତି,
    “ତୁମ୍ଭେମାନେ ବିନା ମୂଲ୍ୟରେ ବିବ୍ରତ ହୋଇଥିଲ,
    ଆଉ ବିନା ମୂଲ୍ୟରେ ମୁକ୍ତ ହେବ।”

ସଦାପ୍ରଭୁ ମୋର ପ୍ରଭୁ କୁହନ୍ତି, “ଆମ୍ଭର ଲୋକମାନେ ପ୍ରବାସ କରିବାକୁ ମିଶର ଯାଇଥିଲେ। ମାତ୍ର ଅଶୂରୀୟମାନେ ବିନା କାରଣରେ ସେମାନଙ୍କ ଉପରେ ଅତ୍ୟାଗ୍ଭର କଲେ।” ସଦାପ୍ରଭୁ କୁହନ୍ତି, “ବର୍ତ୍ତମାନ ଦେଖ, କ’ଣ ସବୁ ଘଟୁଅଛି। ବିନା କାରଣରେ ମୋର ଲୋକମାନଙ୍କୁ ନିଆ ଯାଉଅଛି। ସେମାନଙ୍କ ଉପରେ ସେହି ଶାସକଗଣ ଗର୍ଜନ କରୁଛନ୍ତି ଓ ଆମ୍ଭର ନାମକୁ ଦିନସାରା ନିରନ୍ତର ନିନ୍ଦା କରୁଛନ୍ତି।”

ତେଣୁ ସଦାପ୍ରଭୁ କୁହନ୍ତି, “ଏହି କାରଣରୁ ଆମ୍ଭର ଲୋକମାନେ ଆମ୍ଭର ନାମ ଜାଣିବେ। ଏଥିପାଇଁ ଯେ କଥା କୁହନ୍ତି, ସେହି ଯେ ଆମ୍ଭେ ଅଟୁ, ଏହା ସେମାନେ ସେହି ଦିନ ଜାଣିବେ। ହଁ ଦେଖ, ଆମ୍ଭେ ସେହି।”

ଯେଉଁ ବ୍ୟକ୍ତି ସୁସମାଗ୍ଭର ଆଣୁଅଛି, ଯିଏ ଶାନ୍ତି ପ୍ରଗ୍ଭର କରୁଅଛି, ଯିଏ ମଙ୍ଗଳ ସୁସମାଗ୍ଭର ଆଣୁଅଛି, ଯିଏ ପରିତ୍ରାଣ ପ୍ରଗ୍ଭର କରୁଅଛି ଓ ଯିଏ ସିୟୋନକୁ “ତୁମ୍ଭ ପରମେଶ୍ୱର ରାଜ୍ୟ କରନ୍ତି ବୋଲି କହୁଅଛି, ସେହି ଶାନ୍ତିଦୂତର ଚରଣ ପର୍ବତଗଣ ଉପରେ ସ୍ୱାଗତ ଯୋଗ୍ୟ।”

ଶୁଣ, ତୁମ୍ଭ ପ୍ରହରୀଗଣ ଉଚ୍ଚସ୍ୱରରେ ଚିତ୍କାର କରୁଛନ୍ତି।
    ସେମାନେ ଏକତ୍ର ଆନନ୍ଦଧ୍ୱନି କରୁଛନ୍ତି।
କାରଣ ସେମାନେ ପ୍ରତ୍ୟେକ ସ୍ୱଚକ୍ଷୁରେ ସଦାପ୍ରଭୁଙ୍କ ସିୟୋନକୁ ପ୍ରତ୍ୟାବର୍ତ୍ତନ ଦେଖୁଛନ୍ତି।

ହେ ଯିରୁଶାଲମର ଧ୍ୱଂସାବଶେଷ ସ୍ଥାନସକଳ, ଉଚ୍ଚସ୍ୱରରେ ଆନନ୍ଦଧ୍ୱନି କର।
ଏକତ୍ର ଗାନ କର, କାରଣ ସଦାପ୍ରଭୁ ନିଜର ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି
    ଓ ସେ ଯିରୁଶାଲମକୁ ମୁକ୍ତ କରିଅଛନ୍ତି।
10 ସଦାପ୍ରଭୁ ସର୍ବଦେଶୀୟଙ୍କ ସମ୍ମୁଖରେ ତାଙ୍କର ପବିତ୍ର ବାହୁ ଅନାବୃତ କରିଛନ୍ତି
    ଓ ପୃଥିବୀର ପ୍ରତ୍ୟେକ ତାଙ୍କର ପରିତ୍ରାଣ ଦେଖିବେ।

11 ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର।
    ବାବିଲରୁ ବାହାରି ଯାଅ, ଅଶୁଚି ବସ୍ତୁ ଛୁଅ ନାହିଁ।
ତୁମ୍ଭେମାନେ ତା’ମଧ୍ୟରୁ ଗ୍ଭଲିଯାଅ।
    ହେ ସଦାପ୍ରଭୁଙ୍କ ଯାଜକଗଣ,
    ତୁମ୍ଭେମାନେ ଶୁଚି ହୁଅ।
12 ତୁମ୍ଭେମାନେ ତରତର ହୋଇ ଯାଅ ନାହିଁ
    କିମ୍ବା ତୁମ୍ଭେମାନେ ପଳାତକପରି ପଳାୟନ କରିବ ନାହିଁ।
ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ,
    ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କର ଅନୁସରଣ କରିବେ।

God’s Suffering Servant

13 “ଆମ୍ଭର ଦାସକୁ ଦେଖ, ସେ ସୁବିବେଚନା ପୂର୍ବକ ବ୍ୟବହାର କରିବେ। ସେ ଉନ୍ନତ, ଉଚ୍ଚପଦ ପ୍ରାପ୍ତ ଓ ମହିମାନ୍ୱିତ ହେବେ। 14 “ଅନେକ ଆମ୍ଭର ସେବକକୁ ଦେଖି ବିବ୍ରତ ହେବେ। କାରଣ ତାଙ୍କର ଆକୃତି ମନୁଷ୍ୟ ଆକୃତିଠାରୁ ଏପରି ବିକୃତ ହେବ ଯେ ତାଙ୍କୁ ଅନେକ ମନୁଷ୍ୟ ବୋଲି ଚିହ୍ନିବେ ନାହିଁ। 15 ତେଣୁ ସେ ଅନେକ ଦେଶୀୟମାନଙ୍କୁ ଚମକାଇ ଦେବେ। ରାଜାମାନେ ତାଙ୍କ ସମ୍ମୁଖରେ ନିଜ ନିଜ ମୁଖ ବନ୍ଦ ରଖିବେ। କାରଣ ଯାହା ସେମାନଙ୍କୁ କୁହାଯାଇ ନ ଥିଲା, ତାହା ସେମାନେ ଦେଖିବେ ଓ ଯାହା ସେମାନେ ଶୁଣି ନ ଥିଲେ ତାହା ସେମାନେ ବୁଝିବେ।”

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5

ପ୍ରଭୁଙ୍କ ଆଗମନ ପାଇଁ ପ୍ରସ୍ତୁତ ରୁହ

ଭାଇ ଓ ଭଉଣୀମାନେ! ସମୟଗୁଡ଼ିକ ଓ ତାରିଖଗୁଡ଼ିକ ବିଷୟରେ ଏବେ କିଛି ଲେଖିବାର ଆବଶ୍ୟକତା ନାହିଁ। କାରଣ ଏହା ତୁମ୍ଭେ ଭଲ ଭାବେ ଜାଣ ଯେ, ଜଣେ ଗ୍ଭେର ରାତିରେ ଆସିବା ଭଳି, ପ୍ରଭୁଙ୍କର ପୁନରାଗମନ ଦିନଟି ଆଶ୍ଚର୍ଯ୍ୟଜନକ ହେବ। ଲୋକେ କହିବେ: “ଆମ୍ଭେ ଶାନ୍ତି ପାଇଛୁ ଓ ସୁରକ୍ଷିତ ଅଛୁ।” ସେହି ସମୟରେ ଗର୍ଭବତୀ ସ୍ତ୍ରୀର ପ୍ରସବ-ବେଦନା ହେଲା ଭଳି, ହଠାତ୍ ତାହାଙ୍କ ପାଇଁ ବିନାଶ ଆସିବ ଓ ସେମାନେ ରକ୍ଷା ପାଇ ପାରିବେ ନାହିଁ।

କିନ୍ତୁ ତୁମ୍ଭ ଭାଇ ଓ ଭଉଣୀମାନଙ୍କ ପାଇଁ ସେହି ଦିନଟି ଗ୍ଭେର ଆସିବା ଭଳି ଆଶ୍ଚର୍ଯ୍ୟର କଥା ହେବ ନାହିଁ, କାରଣ ତୁମ୍ଭେମାନେ ଅନ୍ଧକାରରେ ବାସ କରୁ ନାହଁ। ତୁମ୍ଭେ ସମସ୍ତେ ହେଉଛ ଆଲୋକର ସନ୍ତାନ ଓ ଦିନର ସନ୍ତାନ। ଆମ୍ଭେମାନେ ରାତ୍ରିରେ କିମ୍ବା ଅନ୍ଧକାରରେ ନାହୁଁ। ଅତଏବ ଆମ୍ଭେମାନେ ଅନ୍ୟ ଲୋକମାନଙ୍କ ଭଳି ଶୋଇ ରହିବା ଉଚିତ୍ ନୁହେଁ। ଆମ୍ଭେ ଜାଗ୍ରତ ରହିବା ଦରକାର। ନିଜ ଉପରେ ଆମ୍ଭର ସଂଯମ ଥିବା ଆବଶ୍ୟକ। ଯେଉଁ ଲୋକମାନେ ଶୁଅନ୍ତି, ସେମାନେ ରାତିରେ ଶୁଅନ୍ତି। ଯେଉଁମାନେ ମାତାଲ ହୁଅନ୍ତି, ସେମାନେ ରାତିରେ ମାତାଲ ହୁଅନ୍ତି। କିନ୍ତୁ ଆମ୍ଭେ ଦିନର ହୋଇଥିବାରୁ ନିଜକୁ ସଂଯମ କରିବା ଆବଶ୍ୟକ। ବିଶ୍ୱାସ ଓ ପ୍ରେମର ସାଞ୍ଜୁ ପିନ୍ଧିବା ଓ ପରିତ୍ରାଣର ଭରସାକୁ ଶିରସ୍ତ୍ରାଣ ରୂପେ ପରିଧାନ କରିବା ଦରକାର।

ଯେହେତୁ ପରମେଶ୍ୱର ଆମ୍ଭକୁ ତାହାଙ୍କ କ୍ରୋଧର ବିଷୟ ହେବା ପାଇଁ ବାଛି ନାହାନ୍ତି। ବରଂ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ମୁକ୍ତି ପାଇବା ପାଇଁ ପରମେଶ୍ୱର ଆମ୍ଭକୁ ବାଛିଛନ୍ତି। 10 ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ସହିତ ରହି ପାରିବା ବୋଲି, ସେ ଆମ୍ଭ ପାଇଁ ମଲେ। ଯେତେବେଳେ ଯୀଶୁ ଆସିବେ, ସେହି ସମୟରେ ଆମ୍ଭେ ଜୀବିତ ରହିବା କି ମରିଯାଇଥିବା, ତାହା ମହତ୍ତ୍ୱପୂର୍ଣ୍ଣ ନୁହେଁ। 11 ଅତଏବ ପରସ୍ପରକୁ ସାନ୍ତ୍ୱନା ଦିଅ, ଜଣେ ଅନ୍ୟ ଜଣକୁ ଆଧ୍ୟାତ୍ମିକ ଭାବରେ ଗଢ଼ ଏବଂ ପରସ୍ପରଠାରେ ନିଷ୍ଠା ଜନ୍ମାଅ। ତୁମ୍ଭେ ଏବେ ମଧ୍ୟ ସେଇଆ କରୁଛ।

ଶେଷ ନିର୍ଦ୍ଦେଶ ଓ ଅଭିନନ୍ଦନ

12 ଭାଇ ଓ ଭଉଣୀମାନେ! ଯେଉଁମାନେ ତୁମ୍ଭମାନଙ୍କ ସହିତ କଠୋର ପରିଶ୍ରମ କରୁଛନ୍ତି, ଓ ପ୍ରଭୁଙ୍କଠାରେ ତୁମ୍ଭକୁ ନେତୃତ୍ୱ ଦେଉଛନ୍ତି ଓ ତୁମ୍ଭକୁ ଉପଦେଶ ପ୍ରଦାନ କରୁଛନ୍ତି, ସେମାନଙ୍କୁ ସମ୍ମାନ ଦେବା ପାଇଁ ଆମ୍ଭେ ନିବେଦନ କରୁଛୁ। 13 ତୁମ୍ଭମାନଙ୍କ ମଧ୍ୟରେ କାମ କରୁଥିବା ଯୋଗୁଁ, ସେମାନଙ୍କୁ ପ୍ରେମ କର ଓ ସେମାନଙ୍କୁ ବିଶେଷ ସମ୍ମାନ ଦେଖାଅ।

ପରସ୍ପର ଶାନ୍ତିରେ ରୁହ। 14 ଯେଉଁମାନେ କାମ କରୁ ନାହାନ୍ତି, ଭାଇ ଓ ଭଉଣୀମାନେ, ସେମାନଙ୍କୁ ସତର୍କ କରିଦିଅ। ଯେଉଁମାନେ ଭୟରେ ଅଛନ୍ତି, ସେମାନଙ୍କୁ ଉତ୍ସାହିତ କର। ଦୁର୍ବଳ ଲୋକଙ୍କୁ ସାହାଯ୍ୟ କର। ପ୍ରତ୍ୟେକ ଲୋକ ପାଇଁ ଧୈର୍ଯ୍ୟବାନ ହୁଅ। 15 ଦେଖ, ଯେପରି କେହି ଅପକାର ବଦଳରେ ଅପକାର ନ କରୁ। ପରସ୍ପର ପାଇଁ ଓ ସମସ୍ତ ଲୋକଙ୍କ ପାଇଁ ଉତ୍ତମ ବିଷୟ, ସବୁବେଳେ କରିବା ପାଇଁ ସର୍ବଦା ଚେଷ୍ଟା କର।

16 ସଦାସର୍ବଦା ଆନନ୍ଦିତ ରୁହ। 17 କଦାପି ପ୍ରାର୍ଥନା କରିବା ବନ୍ଦ କର ନାହିଁ। 18 ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଥାଅ। ପରମେଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ପାଇଁ ଏହା ଗ୍ଭହାନ୍ତି।

19 କଦାପି ପବିତ୍ରଆତ୍ମାର କାର୍ଯ୍ୟ ବନ୍ଦ କର ନାହିଁ। 20 ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କର କଥାଗୁଡ଼ିକୁ ତୁଚ୍ଛ ବୋଲି ମନେକର ନାହିଁ। 21 କିନ୍ତୁ ପ୍ରତ୍ୟେକ କଥାର ସତ୍ୟାସତ୍ୟ ପରୀକ୍ଷା କରି ଯାହା ଭଲ ତାହାକୁ ଧରି ରଖ। 22 ସମସ୍ତ ପ୍ରକାରର ମନ୍ଦଠାରୁ ଦୂରରେ ରୁହ।

23 ପରମେଶ୍ୱରଙ୍କଠାରେ ଆମ୍ଭେ ପ୍ରାର୍ଥନା କରୁ ଯେ, ସେହି ଶାନ୍ତିର ପରମେଶ୍ୱର ତୁମ୍ଭମାନଙ୍କୁ ପବିତ୍ର କରନ୍ତୁ ଓ ପୂର୍ଣ୍ଣଭାବରେ ତାହାଙ୍କ ନିଜର କରି ନିଅନ୍ତୁ। ଆମ୍ଭେ ପ୍ରାର୍ଥନା କରୁ ଯେ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟ ଆସିଲା ବେଳେ ତୁମ୍ଭମାନଙ୍କର ସମ୍ପୂର୍ଣ୍ଣ ଅସ୍ତିତ୍ୱ-ଅର୍ଥାତ୍ ଆତ୍ମା, ପ୍ରାଣ ଓ ଶରୀର-ମନ୍ଦରହିତ ହୋଇ ସୁରକ୍ଷିତ ରହୁ। 24 ଯେଉଁ ପରମେଶ୍ୱର ତୁମ୍ଭମାନଙ୍କୁ ଡାକିଛନ୍ତି, ତୁମ୍ଭେମାନେ ତାହାଙ୍କ ଉପରେ ଭରସା ରଖ। ଯିଏ ତୁମ୍ଭମାନଙ୍କୁ ଡାକିଛନ୍ତି, ସେ ସବୁକିଛି କରିବେ।

25 ଭାଇ ଓ ଭଉଣୀମାନେ! ଆମ୍ଭ ପାଇଁ ପ୍ରାର୍ଥନା କର। 26 ଏକତ୍ରିତ ହେଲାବେଳେ, ସମସ୍ତ ଭାଇ ଓ ଭଉଣୀମାନଙ୍କୁ ପବିତ୍ର ଚୁମ୍ବନ ଦେଇ ନମସ୍କାର କର। 27 ପ୍ରଭୁଙ୍କର କ୍ଷମତା ଦ୍ୱାରା ମୁଁ ଏହି ପତ୍ରକୁ ସମସ୍ତ ଭାଇ ଓ ଭଉଣୀମାନଙ୍କୁ ପଢ଼ି ଶୁଣାଇବା ପାଇଁ କହୁଛି। 28 ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭ ସହିତ ରହିଥାଉ।

Oriya Bible: Easy-to-Read Version (ERV-OR)

2010 by World Bible Translation Center