Old/New Testament
ନୂତନ ଯିରୁଶାଲମ-ଏକ ଧର୍ମପୂର୍ଣ୍ଣ ନଗରୀ
62 ମୁଁ ସିୟୋନକୁ ଭଲ ପାଏ,
ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ୱଳନ୍ତ ପ୍ରଦୀପର ନ୍ୟାୟ
ଯିରୁଶାଲମରେ ପ୍ରକଟ ନ ହୋଇଛି,
ସେ ପର୍ଯ୍ୟନ୍ତ ଆମ୍ଭେ ତା’ ନିମନ୍ତେ ବିଶ୍ରାମ ନେବା ନାହିଁ।
ପ୍ରଭାତରେ ଦୀପ୍ତି ଲାଭ କରିବା ପରି
ମୁଁ ଯିରୁଶାଲମରେ ବିଜୟ ଗ୍ଭହେଁ।
2 ସେତେବେଳେ ଅନ୍ୟ ଦେଶୀୟମାନେ ତୁମ୍ଭର ଧର୍ମ
ଓ ରାଜାମାନେ ତୁମ୍ଭର ମହିମା ଦେଖିବେ;
ଆଉ ତୁମ୍ଭେ ସଦାପ୍ରଭୁଙ୍କ ମୁଖରେ
ଏକ ନୂତନ ନାମରେ ଖ୍ୟାତ ହେବ।
3 ଆଉ ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ସୁନ୍ଦର ମୁକୁଟ ସ୍ୱରୂପ
ଓ ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ରାଜକିରୀଟ ସ୍ୱରୂପ ହେବ।
4 ତୁମ୍ଭର ‘ଦେଶ ପରିତ୍ୟକ୍ତା ବୋଲି’ ନାମିତ ହେବ ନାହିଁ;
କିମ୍ବା ତୁମ୍ଭର ଦେଶକୁ କେହି ‘ଅନାଥିନୀ’ ବୋଲି ଜାଣିବେ ନାହିଁ।
ମାତ୍ର ତୁମ୍ଭର ଦେଶ ବରଂ ‘ପରମେଶ୍ୱରଙ୍କ କନ୍ୟା’ ରୂପେ ବିବେଚିତ ହେବ
ଏବଂ ‘ମୋର ଉଲ୍ଲାସ ତାହାର ମଧ୍ୟ ହୋଇଅଛି’
କାରଣ ସଦାପ୍ରଭୁ ତୁମ୍ଭ ଉପରେ ସନ୍ତୋଷ ଅଛନ୍ତି।
5 ଜଣେ ଯୁବକ ଯେପରି ଜଣେ କନ୍ୟାକୁ ପ୍ରେମ କରେ,
ସେହିପରି ତୁମ୍ଭର ପୁତ୍ରମାନେ ତୁମ୍ଭକୁ ବିବାହ କରିବେ।
ପୁଣି ବର ଯେପରି ତା’ର କନ୍ୟାଠାରେ ଆନନ୍ଦ କରେ,
ସେହିପରି ତୁମ୍ଭର ପରମେଶ୍ୱର ତୁମ୍ଭଠାରେ ଆନନ୍ଦ କରିବେ।
6 “ହେ ଯିରୁଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ
ପ୍ରହରୀଗଣ ନିଯୁକ୍ତ କରିଅଛୁ;
ସେମାନେ କି ଦିନ କି ରାତି ନୀରବ ରହିବେ ନାହିଁ।”
ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବେ
ଓ ତୁମ୍ଭେମାନେ ନିଶ୍ଚିତ ତାଙ୍କର ପ୍ରତିଜ୍ଞା ସ୍ମରଣ କରିବ।
7 ହେ ସଦାପ୍ରଭୁଙ୍କ ସ୍ମରଣକାରୀ ଲୋକମାନେ, କ୍ଷାନ୍ତ ହୁଅ ନାହିଁ, ଯେପର୍ଯ୍ୟନ୍ତ ସଦାପ୍ରଭୁ ଶାନ୍ତି ପ୍ରତିଷ୍ଠା କରନ୍ତି
ଏବଂ ଏହାର ପ୍ରଶଂସା ବିଗ୍ଭର ଚକ୍ଷୁରେ ଅନୁକୂଳ ସର୍ବୋଚ୍ଚ ସ୍ଥିତ ହେବା ପର୍ଯ୍ୟନ୍ତ ଯିରୁଶାଲମରେ ଆନନ୍ଦ ଉଠାଅ।
8 ସଦାପ୍ରଭୁ ନିଜର ଦକ୍ଷିଣ ହସ୍ତ ଓ ବଳବାନ୍ ବାହୁଦ୍ୱାରା ଶପଥ କରିଛନ୍ତି,
“ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭର ଶତ୍ରୁଗଣଙ୍କୁ ଖାଦ୍ୟ ନିମନ୍ତେ ନିଶ୍ଚୟ ଦେବା ନାହିଁ
ଓ ଯେଉଁ ଦ୍ରାକ୍ଷାରସ ପାଇଁ ତୁମ୍ଭେ ପରିଶ୍ରମ କରିଅଛ,
ସେହି ନୂତନ ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ।
9 ମାତ୍ର ଯେଉଁମାନେ କଠିନ ପରିଶ୍ରମ କଲେ ସେମାନଙ୍କୁ, ସେମାନଙ୍କ ଖାଇ ପାରିବେ ଏବଂ ସେମାନଙ୍କର ରସ ପାନ କରିବେ ଏବଂ ସଦାପ୍ରଭୁ ପ୍ରଶଂସା ଗାନ କରିବେ।
ଯେଉଁମାନେ ତାହାକୁ ଅମଳ କରିଛନ୍ତି, ସେମାନେ ମୋ’ ପବିତ୍ର ଅଗଣାରେ ପାନ କରିବେ।”
10 ତୁମ୍ଭେମାନେ ଅଗ୍ରସର ହୁଅ, ନଗରଦ୍ୱାର ମଧ୍ୟଦେଇ ଆଗେଇ ଆସ।
ଲୋକମାନଙ୍କ ପାଇଁ ପଥ ପ୍ରସ୍ତୁତ କର।
ରାଜପଥ ଉଚ୍ଚକର।
ପଥରୁ ପଥରଗୁଡ଼ିକୁ ବାହାର କରିଦିଅ
ଓ ଗୋଷ୍ଠୀ ସମୂହଙ୍କ ପାଇଁ ଏକ ଧ୍ୱଜା ଉଡ଼ାଅ।
11 ଦେଖ, ସଦାପ୍ରଭୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ
ଏହା ଘୋଷଣା କରିଅଛନ୍ତି,
“ତୁମ୍ଭେମାନେ ସିୟୋନର କନ୍ୟାକୁ କୁହ,
‘ଦେଖ, ତୁମ୍ଭର ପରିତ୍ରାଣ ଆସୁଅଛି;
ଆଉ ଦେଖ, ତାଙ୍କ ପୁରସ୍କାର ତାହାଙ୍କ ସଙ୍ଗରେ ଅଛି
ଓ ତାହାଙ୍କ ପ୍ରତିଦାନ ତାହାଙ୍କ ସମ୍ମୁଖରେ ଅଛି।’”
12 ଲୋକମାନେ ସେମାନଙ୍କୁ ଡାକିବେ, “ପବିତ୍ର ସଦାପ୍ରଭୁଙ୍କର ଲୋକ,”
“ମୁକ୍ତି ହୋଇଥିବା ଲୋକମାନେ।”
ତୁମ୍ଭେ ପରିଣତ ହେବ ଗୋଟିଏ “ପରମେଶ୍ୱରଙ୍କର ଅପରିତ୍ୟକ୍ତା ନଗରୀ,”
ଏବଂ “ଅନ୍ୱେଷଣ” ବୋଲି ଡାକିଲେ।
ସଦାପ୍ରଭୁ ତାଙ୍କର ସନ୍ତାନଙ୍କୁ ବିବେଚନା କରନ୍ତି
63 ଇଦୋମରୁ, ଲାଲରଙ୍ଗ ବସ୍ତ୍ର ପରିହିତ
ବସୋରାରୁ ଏ ଯେ ଆସୁଛନ୍ତି, ସେ କିଏ?
ନିଜ ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ
ଓ ନିଜ ମହାଶକ୍ତିରେ ଯିଏ ବିଜେ କରୁଛନ୍ତି, ସେ କିଏ?
ସଦାପ୍ରଭୁ କୁହନ୍ତି, “ଆମ୍ଭେ ଧର୍ମବାଦୀ
ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।”
2 “ଆପଣଙ୍କର ପରିଧେୟ ବସ୍ତ୍ର ରକ୍ତବର୍ଣ୍ଣ
ଓ କୁଣ୍ଡରେ ଦ୍ରାକ୍ଷାମର୍ଦ୍ଦନକାରୀର ବସ୍ତ୍ରପରି କାହିଁକି?”
3 ସେ ଉତ୍ତର କରନ୍ତି, “ଆମ୍ଭେ ଏକାକୀ ଦ୍ରାକ୍ଷା ମର୍ଦ୍ଦନ କରିଅଛୁ
ଓ ଲୋକମାନଙ୍କ ମଧ୍ୟରୁ ଆମ୍ଭ ସଙ୍ଗେ କେହି ନ ଥିଲେ।
ଆମ୍ଭେ ନିଜର କ୍ରୋଧରେ ସେମାନଙ୍କୁ ଦଳନ କଲୁ ଓ ନିଜର କୋପରେ ସେମାନଙ୍କୁ ମର୍ଦ୍ଦନ କଲୁ।
ଏଣୁ ସେମାନଙ୍କର ପ୍ରାଣ ରକ୍ତର ଛିଟାରେ ଆମ୍ଭ ବସ୍ତ୍ର ରଞ୍ଜିତ ହେଲା ଓ ଆମ୍ଭେ ସେହି ରକ୍ତ ରଞ୍ଜିତ ବସ୍ତ୍ର ପରିଧାନ କରିଅଛୁ।
4 କାରଣ ପ୍ରତିଶୋଧର ଦିନ ଆମ୍ଭ ହୃଦୟରେ ଥିଲା
ଓ ଆମ୍ଭ ମୁକ୍ତ ଲୋକମାନଙ୍କର ବର୍ଷ ଉପସ୍ଥିତ ହୋଇଅଛି।
5 ଆମ୍ଭେ ଅନାଇଲୁ, ମାତ୍ର ସାହାଯ୍ୟକାରୀ କେହି ନ ଥିଲେ।
ସହାୟକ ନ ଥିବାରୁ ଆମ୍ଭେ ଆଶ୍ଚର୍ଯ୍ୟ ହେଲୁ।
ଏଣୁ ଆମ୍ଭ ନିଜ ବାହୁ ଆମ୍ଭ ନିକଟକୁ ପରିତ୍ରାଣ ଆଣିଲା
ଓ ଆମ୍ଭର କୋପ ଆମ୍ଭର ସହାୟତା କଲା।
6 ପୁଣି ଆମ୍ଭେ ନିଜର କ୍ରୋଧରେ ଲୋକମାନଙ୍କୁ ଦଳି ପକାଇଲୁ
ଓ ଆମ୍ଭ କୋପରେ ସେମାନଙ୍କୁ ମତ୍ତ କରାଇଲୁ; ପୁଣି ଭୂମିରେ ସେମାନଙ୍କର ପ୍ରାଣର ରକ୍ତ ଢାଳି ଦେଲୁ।”
ସଦାପ୍ରଭୁ ତାଙ୍କର ସନ୍ତାନମାନଙ୍କ ପ୍ରତି ସଦୟ ହୋଇଛନ୍ତି
7 ଆମ୍ଭେ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା
ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେ ସବୁ ଉପକାର କରିଅଛନ୍ତି,
ପୁଣି ନିଜର ନାନାବିଧ ଦୟା
ଓ ଅପାର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ
ଇସ୍ରାଏଲ ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି,
ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବା।
8 ସଦାପ୍ରଭୁ କହିଲେ, “ନିଶ୍ଚୟ ସେମାନେ ଆମ୍ଭର ଲୋକ,
ଯେଉଁମାନେ ଅସତ୍ୟ ବ୍ୟବହାର କରିବେ ନାହିଁ, ସେମାନେ ଆମ୍ଭର ସନ୍ତାନ।”
ଏଣୁ ସେ ସେମାନଙ୍କର ତ୍ରାଣକର୍ତ୍ତା ହେଲେ।
9 ସେ ସେମାନଙ୍କର ସବୁ ଦୁଃଖରେ ଦୁଃଖିତ ହେଲେ।
ତାହାଙ୍କର ଉପସ୍ଥିତି ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ।
ସେ ସେମାନଙ୍କୁ ନିଜ ପ୍ରେମ ଓ ଦୟାରୁ ମୁକ୍ତ କଲେ
ଏବଂ ସେମାନେ ଅତି ପୁରୁଣା ସମୟ ଦେଇ ବହନ କଲେ।
10 ମାତ୍ର ସେମାନେ ସଦାପ୍ରଭୁଙ୍କ ବିପକ୍ଷରେ ବିଦ୍ରୋହ କଲେ
ଓ ତାଙ୍କର ପବିତ୍ରଆତ୍ମାକୁ ଦୁଃଖିତ କଲେ।
ତେଣୁ ସେ ସେମାନଙ୍କର ଶତ୍ରୁ ହୋଇଗଲେ
ଓ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ।
11 ସେତେବେଳେ ସେ ପ୍ରାଚୀନ କାଳ ଓ ମୋଶା
ଓ ନିଜର ଲୋକମାନଙ୍କୁ ସ୍ମରଣ କଲେ,
ସେ ନିଜର ମେଷପାଳକମାନଙ୍କୁ
ସମୁଦ୍ର ପାର କରାଇ ଆଣିଲେ
ଓ ସେ ଯିଏ କି ସେମାନଙ୍କ ମଧ୍ୟରେ
ନିଜର ପବିତ୍ରଆତ୍ମାକୁ ସ୍ଥାପନ କଲେ, ସେ କାହାନ୍ତି?
12 ଯେ ନିଜର ଅଦ୍ଭୂତ ଶକ୍ତି ବଳରେ ନିଜର ଦକ୍ଷିଣ ହସ୍ତ ସାହାଯ୍ୟରେ
ମୋଶାଙ୍କୁ ପରିଗ୍ଭଳିତ କଲେ
ଓ ନିଜ ପାଇଁ ଅନନ୍ତକାଳସ୍ଥାୟୀ ନାମ ସ୍ଥାପନ ଉଦ୍ଦେଶ୍ୟରେ
ସେମାନଙ୍କ ସମ୍ମୁଖରେ ଜଳକୁ ଦୁଇଭାଗ କଲେ, ସେ କାହାନ୍ତି?
13 ଯେ ସମୁଦ୍ର ମଧ୍ୟରେ ବାଟ କଢ଼ାଇ ନେଲେ
ଓ ଅଶ୍ୱତୁଲ୍ୟ ଗମନ କରାଇଲେ
ମରୁଭୂମିରେ ଯିଏ କି ଝୁଣ୍ଟିଲେ ନାହିଁ, ସେ କାହାନ୍ତି?
14 ଯେପରି ପଶୁପଲ ଉପତ୍ୟକାକୁ ଓହ୍ଲାଇ ଯାଆନ୍ତି
ସେହିପରି ସଦାପ୍ରଭୁଙ୍କ ଆତ୍ମା ସେମାନଙ୍କୁ ବିଶ୍ରାମ କରାଇଲେ।
ଏହିପରି ତୁମ୍ଭେ ନିଜ ନାମକୁ ଗୌରବାନ୍ୱିତ କରିବାକୁ
ନିଜ ଲୋକମାନଙ୍କୁ ଗ୍ଭଳିତ କର।
ତାଙ୍କ ଲୋକମାନଙ୍କୁ ସାହାଯ୍ୟ କରିବାକୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ପ୍ରାର୍ଥନା
15 ବର୍ତ୍ତମାନ ସ୍ୱର୍ଗ ଉପରୁ ଦେଖ,
ତୁମ୍ଭ ପବିତ୍ରତା ଓ ତୁମ୍ଭ ପରାକ୍ରମର ବସତି ସ୍ଥାନରୁ ଦେଖ,
ତୁମ୍ଭର ଶାଶ୍ୱତ ପ୍ରେମ କାହିଁ?
ତୁମ୍ଭର କୋହ ଓ ଦୟା କାହିଁ?
16 ଯଦିଓ ଅବ୍ରହାମ ଆମ୍ଭକୁ ଜାଣନ୍ତି ନାହିଁ,
ଓ ଇସ୍ରାଏଲର ଯାଜକ ଆମ୍ଭମାନଙ୍କୁ ସ୍ୱୀକାର କରନ୍ତି ନାହିଁ,
ସଦାପ୍ରଭୁ ତୁମ୍ଭେ ଆମ୍ଭମାନଙ୍କର ପିତା
ଏବଂ ଅନନ୍ତକାଳ ପର୍ଯ୍ୟନ୍ତ ଯେ,
ଆମ୍ଭକୁ ରକ୍ଷା କରିଛ।
17 ହେ ସଦାପ୍ରଭୁ, ଆମ୍ଭମାନଙ୍କୁ କାହିଁକି ତୁମ୍ଭ ପଥରୁ ବିଭ୍ରାନ୍ତ କରୁଅଛି
ଓ ତୁମ୍ଭକୁ ଭୟ କରିବାକୁ ଆମ୍ଭର ଅନ୍ତଃକରଣକୁ କଠିନ କରୁଅଛ?
ନିଜର ଦାସମାନଙ୍କ ପାଇଁ ଓ ନିଜର ଅଧିକାର ସ୍ୱରୂପ
ଗୋଷ୍ଠୀଗଣଙ୍କ ପାଇଁ ଫେରି ଆସ।
18 ତୁମ୍ଭର ପବିତ୍ର ଲୋକମାନେ ଅଳ୍ପକାଳ ପାଇଁ ତୁମ୍ଭର ମନ୍ଦିରକୁ ଅଧିକାର କଲେ;
ମାତ୍ର ଆମ୍ଭମାନଙ୍କର ବିପକ୍ଷଦଳ ତୁମ୍ଭର ସେହି ପବିତ୍ର ମନ୍ଦିରକୁ ପଦଦଳିତ କଲେ।
19 ଯେଉଁମାନଙ୍କୁ ତୁମ୍ଭେ କେବେ ଶାସନ କରି ନାହଁ
ଓ ଯେଉଁମାନେ ତୁମ୍ଭ ନାମରେ
କେବେ ଖ୍ୟାତ ହୋଇ ନ ଥିଲେ,
ଦୀର୍ଘକାଳ ସେହି ଲୋକମାନଙ୍କ ପରି ଆମ୍ଭେ ହୋଇଅଛୁ।
64 ତୁମ୍ଭେ ଯଦି ଆକାଶକୁ ବିଦୀର୍ଣ୍ଣ କରି ପୃଥିବୀକୁ ଆସନ୍ତ,
ତେବେ ସବୁକିଛି ପରିବର୍ତ୍ତନ ହୁଅନ୍ତା
ଓ ପର୍ବତଗୁଡ଼ିକ ତୁମ୍ଭ ସମ୍ମୁଖରେ ପ୍ରବାହିତ ହୁଅନ୍ତେ।
2 ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ
ଓ ଏଥି ସକାଶେ ତୁମ୍ଭ ବିପକ୍ଷଗଣଙ୍କୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ
ପର୍ବତଗୁଡ଼ିକ ଜ୍ୱଳନ୍ତ ଝାଟି ସଦୃଶ
ଓ ଉତ୍ତପ୍ତ ଜଳ ଫୁଟିଲା ସଦୃଶ ହେବେ।
3 ଯେତେବେଳେ ତୁମ୍ଭେ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କଲ, ଆମ୍ଭେ ଆଶାକରି ନ ଥିଲୁ।
ତା’ପରେ ତୁମ୍ଭେ ଓହ୍ଲାଇ ଆସିଲ ଓ ପର୍ବତ ତୁମ୍ଭ ଆଗରେ କମ୍ପନ କରିବାକୁ ଆରମ୍ଭ କରିବ।
4 କାରଣ ଯେ ନିଜ ଅପେକ୍ଷାକାରୀ ପକ୍ଷରେ କାର୍ଯ୍ୟ ସାଧନ କରନ୍ତି,
ଲୋକେ ପ୍ରାଚୀନ କାଳରୁ ତୁମ୍ଭ ଛଡ଼ା
ଅନ୍ୟ ପରମେଶ୍ୱର କଥା ଶୁଣି ନାହାନ୍ତି
କିମ୍ବା କର୍ଣ୍ଣଗୋଚର ହୋଇ ନାହିଁ କିମ୍ବା ଚକ୍ଷୁ ଦେଖି ନାହିଁ।
5 ଯେଉଁମାନେ ତୁମ୍ଭକୁ ସ୍ମରଣ କରନ୍ତି,
ତୁମ୍ଭେ ସେହିମାନଙ୍କୁ ଆଘାତ କରିଛ।
ମାତ୍ର ଅତୀତ କାଳରେ ଆମ୍ଭେ ପାପ କଲୁ
ଏବଂ ତୁମ୍ଭେ ରାଗିଲ।
ଅତୀତ କାଳରେ ଆମ୍ଭେମାନେ ଦୋଷ କଲୁ।
6 ଆମ୍ଭେମାନେ ସମସ୍ତେ ପାପରେ ଅପବିତ୍ର
ଓ ଆମ୍ଭମାନଙ୍କର ଧର୍ମକର୍ମ ସବୁ ଅଶୁଚି ବସ୍ତ୍ର ସଦୃଶ ଅଟେ।
ଆମ୍ଭେମାନେ ଝଡ଼ିଲା ପତ୍ର ସଦୃଶ
ଓ ଆମ୍ଭମାନଙ୍କର ପାପଗୁଡ଼ିକ ବାୟୁ ତୁଲ୍ୟ
ଆମ୍ଭମାନଙ୍କୁ ଉଡ଼ାଇ ନିଏ।
7 ତୁମ୍ଭ ନାମରେ ପୂଜା କରିବାକୁ
ଓ ତୁମ୍ଭକୁ ଅନୁସରଣ କରିବା ନିମନ୍ତେ
ନିଜକୁ ଉତ୍ତେଜିତ କରିବାକୁ କେହି ନାହିଁ।
କାରଣ ତୁମ୍ଭେ ଆମ୍ଭମାନଙ୍କ ପ୍ରତି ବିମୁଖ ହୋଇଅଛି
ଓ ଆମ୍ଭମାନଙ୍କ ପାପଦ୍ୱାରା ଆମ୍ଭମାନଙ୍କୁ କ୍ଷୟ କରିଅଛ।
8 ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ।
ଆମ୍ଭେମାନେ ମୃତ୍ତିକା ଓ ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର।
ଆମ୍ଭେ ସମସ୍ତେ ତୁମ୍ଭ ହସ୍ତର କର୍ମ।
9 ହେ ସଦାପ୍ରଭୁ, ଅତ୍ୟନ୍ତ କ୍ରୋଧିତ ହୁଅ ନାହିଁ
କି ଆମ୍ଭମାନଙ୍କର ପାପକୁ ଚିରକାଳ ମନେରଖ ନାହିଁ।
ଆମ୍ଭେମାନେ ବିନତି କରୁଅଛୁ, ଆମ୍ଭ ପ୍ରତି ଦୃଷ୍ଟି କର,
ଆମ୍ଭେ ସମସ୍ତେ ତୁମ୍ଭର ସନ୍ତାନ।
10 ତୁମ୍ଭର ପବିତ୍ର ନଗରଗୁଡ଼ିକ ପ୍ରାନ୍ତର ପାଲଟିଅଛି।
ସିୟୋନ ପ୍ରାନ୍ତର ହୋଇଅଛି
ଓ ଯିରୁଶାଲମ ଧ୍ୱଂସ ହୋଇଅଛି।
11 ଆମ୍ଭମାନଙ୍କର ପିତୃପୁରୁଷଗଣ ଯେଉଁ ସ୍ଥାନରେ ତୁମ୍ଭର ପ୍ରଶଂସା କରୁଥିଲେ,
ଆମ୍ଭମାନଙ୍କର ସେହି ପବିତ୍ର ଓ ରମଣୀୟ ଗୃହ ଅଗ୍ନିରେ ଦଗ୍ଦିଭୂତ ହୋଇଅଛି,
ଆଉ ମଧ୍ୟ ଆମ୍ଭମାନଙ୍କର ମୂଲ୍ୟବାନ ପଦାର୍ଥଗୁଡ଼ିକ ବିନଷ୍ଟ ହୋଇଅଛି।
12 ହେ ସଦାପ୍ରଭୁ, ଏସବୁ ହେଲା ପରେ ମଧ୍ୟ ତୁମ୍ଭେ କ’ଣ ନିଜକୁ ଆମ୍ଭଠାରୁ କ୍ଷାନ୍ତ କରି ରଖିବ?
ତୁମ୍ଭେ କ’ଣ ନୀରବ ରହି
ଆମ୍ଭମାନଙ୍କୁ କ୍ଳେଶ ଦେଇ ଗ୍ଭଲିବ?
1 ଖ୍ରୀଷ୍ଟ ଯୀଶୁଙ୍କ ପ୍ରେରିତ, ପାଉଲଙ୍କଠାରୁ ନମସ୍କାର। ଆମ୍ଭର ଉଦ୍ଧାରକର୍ତ୍ତା ପରମେଶ୍ୱରଙ୍କ ଆଦେଶ ଦ୍ୱାରା ପ୍ରେରିତ ଏବଂ ଆମ୍ଭମାନଙ୍କର ଭରସା ଖ୍ରୀଷ୍ଟ ଯୀଶୁ।
2 ଏହି ପତ୍ର ତୀମଥିଙ୍କ ପାଇଁ। ତୁମ୍ଭେ ବିଶ୍ୱାସ କରୁଥିବାରୁ ମୋର ପ୍ରକୃତ ପୁତ୍ର ଅଟ।
ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ତୁମ୍ଭକୁ ଅନୁଗ୍ରହ, ଦୟା ଓ ଶାନ୍ତି ମିଳୁ।
ଅସତ୍ୟ ଉପଦେଶ ବିରୁଦ୍ଧରେ ସତର୍କତା
3 ମୁଁ ଗ୍ଭହେଁ ଯେ ତୁମ୍ଭେ ଏଫିସଠାରେ ରୁହ। ମାକିଦନିଆ ଯିବା ବେଳେ ମୁଁ ତୁମ୍ଭକୁ ତାହା କରିବା ପାଇଁ ଅନୁରୋଧ କରି କହିଥିଲି। ଏଫିସଠାରେ କେତେ ଲୋକ ଭ୍ରାନ୍ତ ଶିକ୍ଷାଗୁଡ଼ିକ ଦେଉଛନ୍ତି। ଏଫିସଠାରେ ରହି ତୁମ୍ଭେ ସେମାନଙ୍କୁ ଭ୍ରାନ୍ତ ଶିକ୍ଷା ନ ଦେବା ପାଇଁ ଆଦେଶ ଦେଇ ପାରିବ। 4 ସେମାନଙ୍କୁ କୁହ ଯେ, ସେମାନେ ଅସତ୍ୟ କଥାଗୁଡ଼ିକ କହି ଓ ବଂଶାବଳୀର ଲମ୍ବା ନାମସୂଚୀଗୁଡ଼ିକ ଦେଇ ସମୟ ନଷ୍ଟ କରନ୍ତୁ ନାହିଁ। କାରଣ ସେଗୁଡ଼ିକ ଦ୍ୱାରା କେବଳ ତର୍କବିତର୍କ ହୁଏ। ସେଗୁଡ଼ିକ ପରମେଶ୍ୱରଙ୍କ କାମ ପାଇଁ ସାହାଯ୍ୟ କରେ ନାହିଁ। କେବଳ ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ କାମ ସାଧନ ହୋଇଥାଏ। ଏହି ଆଦେଶର ଲକ୍ଷ୍ୟ ଯେ, ଲୋକମାନେ ପ୍ରେମ ଗ୍ରହଣ କରନ୍ତୁ। 5 ଏହି ପ୍ରେମ ପାଇବା ଲାଗି ଲୋକଙ୍କର ପବିତ୍ର ହୃଦୟ ଥିବା ଆବଶ୍ୟକ ଓ ସେମାନେ ଯାହା ଠିକ୍ ବୋଲି ଜାଣନ୍ତି ତାହା ନିଶ୍ଚୟ କରିବା ଦରକାର ଏବଂ ସେମାନଙ୍କ ସତ୍ୟ ବିଶ୍ୱାସ ତାହାଙ୍କଠାରେ ଥିବା ଦରକାର। 6 କେତେ ଲୋକ ଏହି ବିଷୟ ଗୁଡ଼ିକ ପ୍ରତି ଧ୍ୟାନ ନ ଦେଇ, ପଥଭ୍ରଷ୍ଟ ହୋଇଛନ୍ତି। ସେମାନେ ଏବେ ମୂଲ୍ୟହୀନ କଥାଗୁଡ଼ିକ କୁହନ୍ତି। 7 ସେହି ଲୋକମାନେ ବ୍ୟବସ୍ଥାର [a] ଶିକ୍ଷାଦାତା ହେବାକୁ ଗ୍ଭହାନ୍ତି। କିନ୍ତୁ ସେମାନେ କ’ଣ କହୁଛନ୍ତି, ତାହା ଜାଣନ୍ତି ନାହିଁ। ସେମାନେ ଯେଉଁ ବିଷୟ ଗୁଡ଼ିକୁ ନିଶ୍ଚିତ ଭାବେ ଜାଣିବା ଭଳି ଜୋର୍ ଦେଇ କହୁଛନ୍ତି, ସେହି ଶିକ୍ଷାଗୁଡ଼ିକୁ ସେମାନେ ନିଜେ ମଧ୍ୟ ବୁଝି ନ ଥା’ନ୍ତି।
8 ଆମ୍ଭେ ଜାଣୁ ଯେ, ବ୍ୟବସ୍ଥା ଭଲ, ଯଦି ଲୋକେ ଠିକ୍ ଭାବରେ ଏହାକୁ ବ୍ୟବହାର କରନ୍ତି। 9 ଆମ୍ଭେ ଏହା ମଧ୍ୟ ଜାଣିଛୁ ଯେ, ଭଲ ଲୋକଙ୍କ ଲାଗି ବ୍ୟବସ୍ଥାର ଆବଶ୍ୟକତା ନାହିଁ। ଯେଉଁ ଲୋକମାନେ ବ୍ୟବସ୍ଥା ବିରୋଧୀ ଓ ଆଜ୍ଞାଧୀନ ନୁହନ୍ତି, ସେହିମାନଙ୍କ ଲାଗି ବ୍ୟବସ୍ଥା ନିର୍ମିତ ହୋଇଛି। ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ ଏବଂ ପାପୀ, ଅପବିତ୍ର, ଧର୍ମବିହୀନ, ପିତାମାତାଙ୍କ ହତ୍ୟାକାରୀ ତଥା ନରହତ୍ୟାକାରୀ, 10 ଯୌନ ପାପାଚରଣ କରୁଥିବା ଲୋକେ, ସମଲିଙ୍ଗୀ ଯୌନ ଅଭିଳାଷୀ, ଦାସମାନଙ୍କ ବିକ୍ରେତା, ମିଥ୍ୟାବାଦୀ, ମିଥ୍ୟା ଶପଥ ନେଉଥିବା ଲୋକେ ଓ ପରମେଶ୍ୱରଙ୍କ ସତ୍ଶିକ୍ଷାର ବିରୋଧାଚରଣ କରୁଥିବା ଯେକୌଣସି ବ୍ୟକ୍ତି ପାଇଁ ବ୍ୟବସ୍ଥା ଆବଶ୍ୟକ। 11 ଏହି ଉପଦେଶ ପରମେଶ୍ୱର ମୋତେ ପ୍ରଗ୍ଭର କରିବାକୁ ଦେଇଥିବା ସୁସମାଗ୍ଭରର ଅଂଶବିଶେଷ। ଏହି ମହିମାମୟ ସୁସମାଗ୍ଭର ପରମଧନ୍ୟ ପରମେଶ୍ୱରଙ୍କଠାରୁ ଆସିଛି।
ଅନୁଗ୍ରହ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ
12 ମୋ’ ପ୍ରତି ଭରସା ରଖି ଏହି ସେବା କାର୍ଯ୍ୟରେ ନିଯୁକ୍ତ କରିଥିବାରୁ ମୁଁ ଆମ୍ଭ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କୁ ଧନ୍ୟବାଦ ଦିଏ। ସେ ମୋତେ ଶକ୍ତି ପ୍ରଦାନ କରନ୍ତି। 13 ଅତୀତରେ ମୁଁ ଯୀଶୁଙ୍କ ବିରୁଦ୍ଧରେ କହିଛି, ତାହାଙ୍କୁ ତାଡ଼ନା ଦେଇଛି ଓ ତାହାଙ୍କୁ ଆଘାତ ଦେବା ଭଳି କାର୍ଯ୍ୟମାନ କରିଛି। କିନ୍ତୁ ମୁଁ କ’ଣ କରୁଛି ବୋଲି ଜାଣି ନ ଥିବାରୁ, ପରମେଶ୍ୱର ମୋତେ ଦୟା କଲେ। ଅବିଶ୍ୱାସୀ ଥିଲାବେଳେ ମୁଁ ସେପରି କରିଥିଲି। 14 କିନ୍ତୁ ପ୍ରଭୁଙ୍କର ଅନୁଗ୍ରହ ମୋତେ ସମ୍ପୂର୍ଣ୍ଣ ଭାବେ ମିଳିଲା। ସେହି ଅନୁଗ୍ରହ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସ ଓ ପ୍ରେମ ମଧ୍ୟ ମୋତେ ମିଳିଲା।
15 ମୁଁ ଯାହା କହୁଛି ତାହା ସତ୍ୟ ଓ ତୁମ୍ଭେ ଏହାକୁ ପୂର୍ଣ୍ଣ ଭାବରେ ଗ୍ରହଣ କରିବା ଉଚିତ୍ ଯେ ପାପୀମାନଙ୍କୁ ଉଦ୍ଧାର କରିବା ପାଇଁ ଖ୍ରୀଷ୍ଟ ଯୀଶୁ ଜଗତକୁ ଆସିଥିଲେ। ମୁଁ ସେମାନଙ୍କ ମଧ୍ୟରେ ସବୁଠାରୁ ଜଘନ୍ୟ ପାପୀ। 16 କିନ୍ତୁ ମୋତେ ଅନୁଗ୍ରହ ମିଳିଲା। ମୋତେ ଅନୁଗ୍ରହ ଦିଆଗଲା, ଯାହାଦ୍ୱାରା ଖ୍ରୀଷ୍ଟ ଯୀଶୁ ପ୍ରମାଣିତ କଲେ ଯେ ସେ ମୋ’ ପ୍ରତି ଅସୀମ ଧୈର୍ଯ୍ୟ ଦେଖାଇଛନ୍ତି। ମୋ’ ଭଳି ବଡ଼ ପାପୀ ପ୍ରତି ସେ ଧୈର୍ଯ୍ୟଶୀଳତା ଦେଖାଇଲେ। ଯେଉଁମାନେ ତାହାଙ୍କୁ ବିଶ୍ୱାସ କରିବେ, ଅନନ୍ତ ଜୀବନ ଲାଭ କରିବେ। ସେମାନଙ୍କ ପାଇଁ ମୁଁ ଯେପରି ଆଦର୍ଶ ସ୍ୱରୂପ ହୁଏ, ସେଥିପାଇଁ ଖ୍ରୀଷ୍ଟ ଯୀଶୁ ଗ୍ଭହିଁଲେ। 17 ସେହି ଅନନ୍ତକାଳୀନ ରାଜାଙ୍କର ଗୌରବ ଓ ସମ୍ଭ୍ରମ ହେଉ। ସେ ଅଦୃଶ୍ୟ ଓ ଅକ୍ଷୟ। ଗୌରବ ଓ ସମ୍ଭ୍ରମ ଯୁଗେ ଯୁଗେ କେବଳ ପରମେଶ୍ୱରଙ୍କର। ଆମେନ୍।
18 ତୀମଥି! ତୁମ୍ଭେ ମୋ’ ପୁତ୍ର ଭଳି। ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ଅତୀତରେ ତୁମ୍ଭ ବିଷୟରେ ଯାହାସବୁ ଭବିଷ୍ୟଦ୍ବାଣୀ କୁହା ଯାଇଥିଲା, ତା’ସହିତ ଏହି ଆଦେଶଟି ଏକମତ ଅଟେ। ମୁଁ ତୁମ୍ଭକୁ ଏଗୁଡ଼ିକ କହୁଛି, ଯେପରି ତୁମ୍ଭେ ସେହି ଭବିଷ୍ୟଦ୍ବାଣୀର ଅନୁସରଣ କରିବ ଓ ବିଶ୍ୱାସର ଉତ୍ତମ ଲଢ଼େଇ ଲଢ଼ି ପାରିବ। 19 ବିଶ୍ୱାସ ଜାରି ରଖ। ଯାହା ଠିକ୍ ବୋଲି ଭାବୁଛ, ତାହା କର। କେତେ ଲୋକ ଏହା କରି ନାହାନ୍ତି। ତେଣୁ ସେମାନଙ୍କର ବିଶ୍ୱାସ ନଷ୍ଟ ହୋଇଛି। 20 ହୁମନାୟ ଓ ଆଲେକ୍ଜାଣ୍ଡାର ସେମାନଙ୍କ ମଧ୍ୟରୁ କେତେକ ଅଟନ୍ତି। ମୁଁ ସେମାନଙ୍କୁ ଶୟତାନ ହାତରେ ଦେଇଛି, ଯାହା ଫଳରେ ସେମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଆଉ ନ କହିବାକୁ ଶିକ୍ଷା ଲାଭ କରିବେ।
2010 by World Bible Translation Center