Print Page Options
Previous Prev Day Next DayNext

Old/New Testament

Each day includes a passage from both the Old Testament and New Testament.
Duration: 365 days
Oriya Bible: Easy-to-Read Version (ERV-OR)
Version
ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 6-8

ଶତ୍ରୁଗଣ ଯିରୁଶାଲମକୁ ଅବରୋଧ କରନ୍ତି

ହେ ବିନ୍ୟାମୀନ ସନ୍ତାନଗଣ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ
    ଯିରୁଶାଲମରୁ ପଳାୟନ କର।
ତିକୋୟ ନଗରରେ ତୂରୀ ବଜାଅ
    ଓ ବୈ‌ଥ୍‌ହକେରମରେ ଧ୍ୱଜା ଟେକ।
କାରଣ ଉତ୍ତର ଦିଗରୁ ଅମଙ୍ଗଳ
    ଓ ମହାବିନାଶ ଆସୁଅଛି।
ହେ ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ୟା,
    ଆମ୍ଭେ ତୁମ୍ଭକୁ ଧ୍ୱଂସ କରିବା।
ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗରେ ନେଇ
    ତାହା ପାଖକୁ ଆସିବେ,
ସେମାନେ ତାହା ବିରୁଦ୍ଧରେ ଚତୁର୍ଦ୍ଦିଗରେ ନିଜ ନିଜ ତମ୍ବୁ ସ୍ଥାପନ କରିବେ।
    ପ୍ରତ୍ୟେକ ନିଜ ନିଜ ସ୍ଥାନରେ ପଲ ଚରାଇବେ।

“ତୁମ୍ଭେମାନେ ଯିରୁଶାଲମ ବିରୁଦ୍ଧରେ ଯୁଦ୍ଧ ପାଇଁ ପ୍ରସ୍ତୁତ ହୁଅ।
    ଉଠ, ଆମ୍ଭେମାନେ ମଧ୍ୟାହ୍ନରେ ଆକ୍ରମଣ କରିବା।
ହାୟ, କାରଣ ଦିନର ଅବସାନ ହେଉଅଛି।
    ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି।
ତେଣୁ ଉଠ, ଆସ ଆମ୍ଭେମାନେ ରାତ୍ରିରେ ଆକ୍ରମଣ କରିବା
    ଓ ରାଜପ୍ରାସାଦଗୁଡ଼ିକୁ ଧ୍ୱଂସ କରିବା।”

କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି,
    “ବୃକ୍ଷସବୁ କାଟ ଏବଂ ରାସ୍ତାରୋଧକ କାଠଗଣ୍ଡି
    ଯିରୁଶାଲମ ବିରୁଦ୍ଧରେ ନିର୍ମାଣ କର।
ସେହି ନଗର ପ୍ରତିଫଳ ପାଇବାର ଯୋଗ୍ୟ।
    ତାହାର ଭିତର ସମ୍ପୂର୍ଣ୍ଣ ଉପଦ୍ରବମୟ।
ଯେପରି କୂପ ତା’ର ଜଳକୁ ସତେଜ ରଖେ,
    ସେହିପରି ଯିରୁଶାଲମ ତା’ର ଦୁଷ୍ଟତା ସତେଜ ରଖେ।
ତାହାରି ମଧ୍ୟରେ ଦୌରାତ୍ମ୍ୟ ଓ ଅପହରଣ ଶୁଣାଯାଏ।
    ପୁଣି ପୀଡ଼ା ଓ କ୍ଷତ ନିରନ୍ତର ଆମ୍ଭ ସାକ୍ଷାତରେ ଥାଏ।
ହେ ଯିରୁଶାଲମ, ଆମ୍ଭର ଶିକ୍ଷା ଗ୍ରହଣ କର।
    ତୁମ୍ଭେ ଯଦି ଆମ୍ଭ କଥା ନ ଶୁଣ, ତେବେ ଆମ୍ଭେ ବିରକ୍ତିରେ ତୁମ୍ଭ ପାଖରୁ ଦୂରେଇ ଯିବା।
ଆମ୍ଭେ ତୁମ୍ଭର ଦେଶକୁ ଏକ ମରୁଭୂମି
    ଓ ଜନଶୂନ୍ୟରେ ପରିଣତ କରିବା।”

ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି,
    “ଦ୍ରାକ୍ଷା ସଂଗ୍ରହ କଲାପରି
ଇସ୍ରାଏଲର ଅବଶିଷ୍ଟ ଲୋକମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ଏକତ୍ରିତ କର:
    ଏହାର ଶାଖାରେ ହାତ ବୁଲାଅ।”
10 ମୁଁ କାହାକୁ କହିବି?
    କାହାକୁ ମୁଁ ସତର୍କ କରିବି?
    କିଏ ବା ମୋ’ କଥା ଶୁଣିବ?
ଇସ୍ରାଏଲର ଲୋକମାନେ ସେମାନଙ୍କର କର୍ଣ୍ଣ ବନ୍ଦ କରିଛନ୍ତି,
    ତେଣୁ ସେମାନେ ମୋ’ କଥା ଶୁଣି ପାରନ୍ତି ନାହିଁ।
ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିବାକୁ ଆଗ୍ରହ କରନ୍ତି ନାହିଁ।
    ତାଙ୍କର ବାର୍ତ୍ତା ଶୁଣିବାକୁ ଇଚ୍ଛା କରନ୍ତି ନାହିଁ।
11 ଏଣୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି
    ଓ ମୁଁ ତାହା ଧରି ରଖିବାରେ କ୍ଳାନ୍ତ ହୋଇଅଛି!
“ସଦାପ୍ରଭୁଙ୍କ କ୍ରୋଧକୁ ରାସ୍ତାରେ କ୍ରୀଡ଼ାରତ ପିଲାମାନଙ୍କ ଉପରେ ଢାଳି ପକାଅ
    ଓ ସଭାରେ ଏକତ୍ରିତ ହୋଇଥିବା ଯୁବକମାନଙ୍କ ଉପରେ ଢାଳିଦିଅ,
କାରଣ ସ୍ୱାମୀ, ସ୍ତ୍ରୀ,
    ବୃଦ୍ଧ ଓ ବୟସ୍କ ସମସ୍ତେ ଧରାଯିବେ।
12 ଆଉ ସେମାନଙ୍କ ଗୃହ, ସେମାନଙ୍କର କ୍ଷେତ୍ର
    ଓ ସେମାନଙ୍କର ସ୍ତ୍ରୀ ଅନ୍ୟମାନଙ୍କୁ ଦିଆଯିବ।”
କାରଣ ସଦାପ୍ରଭୁ କହନ୍ତି “ଆମ୍ଭେ ଯିହୁଦାର ଲୋକମାନଙ୍କୁ ଶାସ୍ତି ଦେବା ପାଇଁ
    ଆମ୍ଭର ହସ୍ତ ସେମାନଙ୍କ ଉପରେ ବିସ୍ତାର କରିବା।”

13 “ଇସ୍ରାଏଲର ଛୋଟରୁ ବଡ଼ ପର୍ଯ୍ୟନ୍ତ ସମସ୍ତ ଲୋକ ଲୋଭାସକ୍ତ।
    ଆଉ ଭବିଷ୍ୟ‌ଦ୍‌ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ
    ପ୍ରତ୍ୟେକ ମିଥ୍ୟାଗ୍ଭରୀ।
14 ଯଦିଓ ଆମ୍ଭର ଲୋକମାନେ ଗମ୍ଭୀର ଭାବରେ ଆଘାତପ୍ରାପ୍ତ ହୋଇ ଅଛନ୍ତି,
    ସେମାନେ ଏହା କହି ସେମାନଙ୍କୁ ଆରୋଗ୍ୟ କରିବା ପାଇଁ ଚେଷ୍ଟା କରନ୍ତି।
ଏଠାରେ ‘ଶାନ୍ତି’ ଅଛି,
    ଯେତେବେଳେ ସେଠାରେ ଆଦୌ ଶାନ୍ତି ନାହିଁ।
15 ଯାଜକ ଓ ଭବିଷ୍ୟ‌ଦ୍‌ବକ୍ତାମାନେ ଘୃଣ୍ୟକର୍ମ କଲେ ମଧ୍ୟ ଲଜ୍ଜିତ ନୁହନ୍ତି।
    ସେମାନେ ସେମାନଙ୍କର ଦୁଷ୍କର୍ମ ପାଇଁ ମୁଖ ବିବର୍ଣ୍ଣ କଲେ ନାହିଁ।”
ତେଣୁ ସଦାପ୍ରଭୁ କହନ୍ତି,
    “ସେମାନେ ପତିତମାନଙ୍କ ମଧ୍ୟରେ ପତିତ ହେବେ
ଓ ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ
    ସେମାନେ ନିପାତିତ ହେବେ।”

16 ପୁଣି ସଦାପ୍ରଭୁ କହନ୍ତି,
“ତୁମ୍ଭେମାନେ ଛକସ୍ଥାନରେ ଛିଡ଼ା ହୋଇ ଦେଖ,
    ଆଉ ପୁରାତନ ପଥ ବିଷୟରେ ପ୍ରଗ୍ଭର କରି କୁହ,
ଉତ୍ତମ ପଥ କାହିଁ?
    ଆଉ ସେହି ପଥରେ ଗମନ କର,
ତାହାହେଲେ ତୁମ୍ଭେମାନେ ନିଜ ନିଜ ପ୍ରାଣରେ ବିଶ୍ରାମ ପାଇବ।
    ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ସେ ପଥରେ ଗମନ କରିବୁ ନାହିଁ।’
17 ଆମ୍ଭେ ତୁମ୍ଭମାନଙ୍କ ଉଦ୍ଦେଶ୍ୟରେ ପ୍ରହରୀ ନିଯୁକ୍ତ କରି କହିଲୁ,
    ‘ତୂରୀର ଶବ୍ଦ ଶୁଣ।’
    ମାତ୍ର ସେମାନେ କହିଲେ, ‘ଆମ୍ଭେମାନେ ଶୁଣିବୁ ନାହିଁ।’
18 ତେଣୁ ହେ ନାନାଦେଶୀୟମାନେ, ତୁମ୍ଭେମାନେ ଶୁଣ,
    ଆଉ ହେ ମଣ୍ଡଳୀ, ସେମାନଙ୍କର କ’ଣ ହେବାକୁ ଯାଉଛି, ହୃଦୟଙ୍ଗମ କର।
19 ହେ ପୃଥିବୀବାସୀ ଶୁଣ, ଆଉ ଦେଖ,
    ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ ଆଣିବା।
କାରଣ ସେମାନେ ଆମ୍ଭ ବାକ୍ୟରେ ଅବଧାନ କରି ନାହାନ୍ତି
    ଓ ଆମ୍ଭର ବ୍ୟବସ୍ଥାକୁ ଅମାନ୍ୟ କରିଅଛନ୍ତି।”

20 ପୁଣି ସଦାପ୍ରଭୁ କହନ୍ତି, “ଶିବା ଦେଶରୁ ଧୂପ
    ଓ ଦୂର ଦେଶରୁ ସୁଗନ୍ଧି ବେତ ଆଣିବାର ଫଳ କଅଣ?
ତୁମ୍ଭମାନଙ୍କର ହୋମବଳି ସବୁ ଗ୍ରହଣୀୟ ନୁହେଁ
    କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।”

21 ତେଣୁ ସଦାପ୍ରଭୁ କହନ୍ତି,
“ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗରେ ନାନା ବିଘ୍ନ ରଖିବା।
    ଯାହା ଫଳରେ ପିତୃଗଣ ଓ ପୁତ୍ରଗଣ
ଏକ ସଙ୍ଗରେ ଝୁଣ୍ଟି ପଡ଼ିବେ
    ଓ ପ୍ରତିବାସୀ ଓ ତାଙ୍କର ମିତ୍ର ବିନଷ୍ଟ ହେବେ।”

22 ଆଉ ମଧ୍ୟ ସଦାପ୍ରଭୁ ଏହିକଥା କହନ୍ତି,
“ଦେଖ ଉତ୍ତର ଦିଗରୁ ଏକ ସୈନ୍ୟବାହିନୀ ଆସୁଛନ୍ତି
    ଓ ପୃଥିବୀର ପ୍ରାନ୍ତ ଭାଗରୁ ଏକ ମହା ଗୋଷ୍ଠୀ ଉତ୍ତେଜିତ ହେବେ।
23 ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି,
    ସେମାନେ ନିଷ୍ଠୁର ଓ ନିର୍ଦ୍ଦୟ।
ସେମାନେ ସମୁଦ୍ର ପରି ଗର୍ଜନ କରନ୍ତି।
    ଆଉ ସେମାନେ ଅଶ୍ୱାରୋହଣ କରନ୍ତି।
ଆଗୋ ସିୟୋନର କନ୍ୟା, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ
    ସେମାନଙ୍କର ପ୍ରତ୍ୟେକ ଯୋଦ୍ଧା ପ୍ରସ୍ତୁତ ହେଉଅଛନ୍ତି।”
24 ଆମ୍ଭେମାନେ ସେହି ସୈନ୍ୟବାହିନୀ ବିଷୟରେ ଏକ ଜନରବ ଶୁଣିଅଛୁ।
    ଆମ୍ଭମାନଙ୍କର ହସ୍ତ ଦୁର୍ବଳ ହୁଏ,
ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ
    ବେଦନା ଆମ୍ଭମାନଙ୍କୁ ଆକ୍ରାନ୍ତ କରେ।
25 ଘରୁ ବାହାରି କ୍ଷେତ୍ରକୁ ଯାଅ ନାହିଁ
    କିଅବା ରାସ୍ତାରେ ଗମନ କର ନାହିଁ।
କାରଣ ଗ୍ଭରିଆଡ଼େ ଶତ୍ରୁର ‌‌ଖ‌ଡ଼୍‌ଗ
    ଓ ଆଶଙ୍କା ରହିଛି।
26 ହେ ମୋର ଲୋକମାନେ, ତୁମ୍ଭେମାନେ ଚଟବସ୍ତ୍ର ପରିଧାନ କର,
    ଭସ୍ମରେ ଗଡ଼,
ଏକମାତ୍ର ପୁତ୍ରର ମୃତ୍ୟୁରେ ଶୋକ କଲାପରି ଶୋକ କର।
    ଅତିଶୟ ବିଳାପ କର।
କାରଣ ଆମ୍ଭମାନଙ୍କୁ ବିନାଶକାରୀ
    ଅକସ୍ମାତ୍ ଆକ୍ରମଣ କରିବ।

27 “ହେ ଯିରିମିୟ, ଆମ୍ଭେ ତୁମ୍ଭକୁ ଜଣେ ପରୀକ୍ଷକ
    ଓ ନିର୍ମଳ ରୂପେ ନିଯୁକ୍ତ କରିଅଛୁ,
ତୁମ୍ଭେ ଯେପରି ମୋ’ ଲୋକମାନଙ୍କୁ ପରୀକ୍ଷା କରି
    ସେମାନଙ୍କର ପଥ ଜ୍ଞାତ ହୋଇ ପାରିବ।
28 ସେମାନେ ଅତ୍ୟନ୍ତ ଅବାଧ୍ୟ,
    ଗ୍ଭରିଆଡ଼େ ସେମାନେ ନିନ୍ଦାଗାନ କରନ୍ତି।
    ସେମାନେ ପିତ୍ତଳ ଓ ଲୁହାପରି,
ସେମାନେ ସମସ୍ତେ
    ଦୁର୍ନୀତିଗ୍ରସ୍ତ ଭାବରେ କାମ କରନ୍ତି।
29 ସେମାନେ ଭାଟିକୁ ପ୍ରଚଣ୍ଡରୂପେ ଉତ୍ତପ୍ତ କରି
    ସେଥିରୁ ସୀସା ଖାଦ ବାହାର କରି
ଏହାକୁ ବିଶୁଦ୍ଧ କରିବାକୁ ଚେଷ୍ଟା କରୁଛନ୍ତି।
    ମାତ୍ର ସେମାନେ ବୃଥା ଚେଷ୍ଟା କରୁଛନ୍ତି
    କାରଣ ଦୁଷ୍ଟମାନେ ଏଠାରୁ ଉତ୍ପାଟିତ ହେଉ ନାହାନ୍ତି।
30 ଲୋକେ ସେମାନଙ୍କୁ ‘ପରିତ୍ୟକ୍ତା ରୂପା’ ବୋଲି କହିବେ
    କାରଣ ସଦାପ୍ରଭୁ ସେମାନଙ୍କୁ ପରିତ୍ୟାଗ କରିଅଛନ୍ତି।”

Jeremiah’s Temple Sermon

ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା। ତୁମ୍ଭେ ସଦାପ୍ରଭୁଙ୍କ ଗୃହର ଦ୍ୱାରଦେଶରେ ଠିଆ ହୋଇ ସେଠାରେ ଏହିକଥା ପ୍ରଗ୍ଭର କରି କୁହ।

“‘ହେ ଯିହୁଦାର ଲୋକମାନେ, ତୁମ୍ଭେମାନେ ଯେତେବେଳେ ସଦାପ୍ରଭୁଙ୍କୁ ଉପାସନା କରିବାକୁ ଆସୁଛ। ତୁମ୍ଭେମାନେ ସେତେବେଳେ ସଦାପ୍ରଭୁଙ୍କର ଏହି ବାକ୍ୟ ଶୁଣ। ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହିକଥା କହନ୍ତି, ‘ତୁମ୍ଭେମାନେ ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ଯ୍ୟ କର। ତାହାହେଲେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ ବାସ କରାଇବା। ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, “ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଥିବା ଲୋକମାନଙ୍କୁ ବିଶ୍ୱାସ କର ନାହିଁ।” ତୁମ୍ଭେମାନେ ଯଦି ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ଯ୍ୟ କର ତାହାହେଲେ ମୁଁ ତୁମ୍ଭମାନଙ୍କୁ ଏହି ସ୍ଥାନରେ ବାସ କରାଇବି। ଯଦି ତୁମ୍ଭେମାନେ ଆପଣା ପଡ଼ୋଶୀମାନଙ୍କ ପ୍ରତି ଉତ୍ତମ ହୋଇ ପାରିବ। ତୁମ୍ଭେମାନେ ଯଦି ବିଦେଶୀ, ଅନାଥ ଓ ବିଧବା ପ୍ରତି ଉଚିତ୍ ବ୍ୟବହାର କରିବ, ଯଦି ତୁମ୍ଭେମାନେ ଏ ସ୍ଥାନରେ ନିର୍ଦ୍ଦୋଷମାନଙ୍କୁ ହତ୍ୟା ନ କରିବ, ଯଦି ତୁମ୍ଭେମାନେ ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବତାମାନଙ୍କୁ ଅନୁସରଣ ନ କର, ତେବେ ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଆମ୍ଭ ଦତ୍ତ ଦେଶ ଅନନ୍ତକାଳ ପର୍ଯ୍ୟନ୍ତ ଉପଭୋଗ କରିବାକୁ ଦେବା।

“‘ମାତ୍ର ତୁମ୍ଭେମାନେ ମିଥ୍ୟା କଥାରେ ବିଶ୍ୱାସ କରୁଅଛ ଯାହାକି ମୂଲ୍ୟହୀନ। ତୁମ୍ଭେମାନେ କ’ଣ ଗ୍ଭେରି, ନରହତ୍ୟା, ବ୍ୟଭିଗ୍ଭର, ମିଥ୍ୟାଶପଥ, ‌ବା‌ଲ୍‌ଦେବ ଉଦ୍ଦେଶ୍ୟରେ ଧୂପଦାନ ଓ ତୁମ୍ଭେମାନେ ଜାଣି ନ ଥିବା ଅନ୍ୟ ଦେବଗଣର ପଶ୍ଚା‌‌ଦ୍‌‌ଗମନ କରିବ? 10 ତୁମ୍ଭେମାନେ ଯଦି ଏହିସବୁ ଦୁଷ୍କର୍ମ କର, ତେବେ ତୁମ୍ଭେମାନେ କ’ଣ ଆମ୍ଭ ନାମରେ ଖ୍ୟାତ ଏହି ଗୃହ ମଧ୍ୟକୁ ଆସି ଆମ୍ଭ ସମ୍ମୁଖରେ କହିପାରିବ, “ଆମ୍ଭେମାନେ ଉଦ୍ଧାର ପାଇଲୁଁ?” ଏତେସବୁ ଘୃଣ୍ୟ କର୍ମ କଲାପରେ ମଧ୍ୟ ଏହା କହିପାରିବ? 11 ଆମ୍ଭ ନାମରେ ପ୍ରସିଦ୍ଧିଲାଭ କରିଥିବା ଏହି ମନ୍ଦିର ତୁମ୍ଭମାନଙ୍କ ଦୃଷ୍ଟିରେ କ’ଣ ଗ୍ଭେରମାନଙ୍କର ଗହ୍ୱର ହୋଇଅଛି?”’ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ନିଶ୍ଚୟ ଜାଣିବ ଯେ ଯାହାସବୁ ହେଉଛି ଆମ୍ଭେ ମଧ୍ୟ ଦେଖୁଅଛୁ।

12 “‘ହେ ଯିହୁଦାର ଲୋକମାନେ, ତୁମ୍ଭେ ଆମ୍ଭ ନାମରେ ଖ୍ୟାତ ଶୀଲୋସ୍ଥିତ ଗୃହକୁ ଯାଅ। ସେଠାରେ ଦେଖ ଇସ୍ରାଏଲ ଲୋକଙ୍କ ଦୁଷ୍ଟତା ଯୋଗୁଁ ଆମ୍ଭେ ସେମାନଙ୍କ ପ୍ରତି କ’ଣ କରୁଅଛୁ।” 13 ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଏହିସବୁ ଦୁଷ୍କର୍ମ କରିଅଛ। ମୁଁ ତୁମ୍ଭମାନଙ୍କୁ ବାରମ୍ବାର କହିଲି, କିନ୍ତୁ ତୁମ୍ଭେମାନେ ମୋ’ କଥା ଶୁଣିଲ ନାହିଁ। ମୁଁ ତୁମ୍ଭମାନଙ୍କୁ ଡାକିଲି, କିନ୍ତୁ ତୁମ୍ଭେମାନେ ଉତ୍ତର ଦେଲ ନାହିଁ। 14 ତେଣୁ ଆମ୍ଭ ନାମରେ ଖ୍ୟାତ ଯିରୁଶାଲମର ମନ୍ଦିରକୁ ଧ୍ୱଂସ କରିବା, ଯେପରି ଶୀଲୋପ୍ରତି ଆମ୍ଭେ କରିଥିଲୁ। ଆଉ ତୁମ୍ଭେମାନେ ଯେଉଁ ଗୃହପ୍ରତି ବିଶ୍ୱାସ ରଖିଛ, ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଦତ୍ତ ସେହି ଗୃହକୁ ଆମ୍ଭେ ଉଚ୍ଛିନ୍ନ କରିବା। 15 ଯେପରି ଇଫ୍ରୟିମରୁ ତୁମ୍ଭମାନଙ୍କର ଭାଇମାନଙ୍କୁ ତଡ଼ି ନେଇଥିଲୁ, ସେହିପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂରେଇ ଦେବା।’

16 “ତେଣୁ ହେ ଯିରିମିୟ, ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ। ସେମାନଙ୍କ ପାଇଁ କାତର ପ୍ରାର୍ଥନା ଉତ୍ସର୍ଗ କର ନାହିଁ। ସେମାନଙ୍କ ସାହାଯ୍ୟ ପାଇଁ ଆମ୍ଭକୁ ନିବେଦନ କର ନାହିଁ, କାରଣ ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିବା ନାହିଁ। 17 ସେମାନେ ଯିହୁଦାର ନଗର ଓ ଯିରୁଶାଲମର ସଡ଼କ ସବୁରେ ଯାହା କରୁଛନ୍ତି ତାହା କ’ଣ ତୁମ୍ଭେ ଦେଖୁ ନାହଁ? 18 ଯିହୁଦାର ବାଳକମାନେ କାଠ ସଂଗ୍ରହ କରନ୍ତି, ସେମାନଙ୍କର ପିତାମାନେ ଅଗ୍ନି ସଂଯୋଗ କରନ୍ତି ଓ ମାତାମାନେ ଚନ୍ଦ୍ର ଦେବତା ଉଦ୍ଦେଶ୍ୟରେ ପିଷ୍ଟକ ପାକ କରନ୍ତି ଓ ଅନ୍ୟ ଦେବଗଣଙ୍କ ଉଦ୍ଦେଶ୍ୟରେ ପେୟନୈବେଦ୍ୟ ଉତ୍ସର୍ଗ କରନ୍ତି। ସେମାନେ ଆମ୍ଭର ବିରକ୍ତି ପାଇଁ ଏସବୁ କରନ୍ତି।” 19 ସଦାପ୍ରଭୁ କହନ୍ତି, “ଏହିସବୁ କରିବା ଦ୍ୱାରା ସେମାନେ କ’ଣ ମୋତେ ବିରକ୍ତ କରନ୍ତି? ସେମାନେ ନିଜେ ଲଜ୍ଜିତ ହୋଇ ନାହାନ୍ତି କି?”

20 ତେଣୁ ସଦାପ୍ରଭୁ କହନ୍ତି, “ଦେଖ, ଏକ ସ୍ଥାନ ଉପରେ, ମନୁଷ୍ୟ, ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ ଉପରେ ଆମ୍ଭର କୋପ ଓ କ୍ରୋଧ ଢଳାଯିବ। ତାହା ଅଗ୍ନି ସଦୃଶ ସବୁ ଦ‌ଗ୍‌ଧ କରିବ, ତାକୁ କେହି ଲିଭାଇ ପାରିବେ ନାହିଁ।”

ସଦାପ୍ରଭୁ ଉତ୍ସର୍ଗ ଅପେକ୍ଷା ମାନ୍ୟତାକୁ ଅଧିକ ଇଚ୍ଛା କରନ୍ତି

21 ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, “ତୁମ୍ଭେମାନେ ଯାଅ, ତୁମ୍ଭ ଉତ୍ସର୍ଗୀକୃତ ନୈବେଦ୍ୟରେ ହୋମବଳି ଯୋଗ କର ଏବଂ ମାଂସ ଭକ୍ଷ୍ୟଣ କର। 22 ଯେଉଁ ଦିନ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଆମ୍ଭେ ମିଶରରୁ ବାହାର କରି ଆଣିଲୁ, ସେଦିନ ଆମ୍ଭେ ହୋମ କିଅବା ବଳିଦାନ ବିଷୟରେ ସେମାନଙ୍କୁ କିଛି କହି ନ ଥିଲୁ କିଅବା ଆଜ୍ଞା ଦେଇ ନ ଥିଲୁ। 23 କେବଳ ଆମ୍ଭେ ଏତିକି ଆଜ୍ଞା କରିଥିଲୁ, ‘ତୁମ୍ଭେମାନେ ଆମ୍ଭ ଆଜ୍ଞା ପାଳନ କରିବ, ଆମ୍ଭେ ତୁମ୍ଭର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ। ଆମ୍ଭେ ଯେଉଁ ଆଜ୍ଞା କରିବୁ, ତୁମ୍ଭେମାନେ ସେହି ପଥରେ ଗ୍ଭଲିଲେ ତୁମ୍ଭମାନଙ୍କର ମଙ୍ଗଳ ହେବ।’

24 “ମାତ୍ର ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ଆମ୍ଭ କଥା ଶୁଣିଲେ ନାହିଁ। ସେମାନେ ସେଥିପ୍ରତି ଧ୍ୟାନ ଦେଲେ ନାହିଁ। ସେମାନେ ଅବାଧ୍ୟ ହୋଇ ନିଜ ନିଜ ମନ୍ତ୍ରଣାରେ ଗ୍ଭଳିତ ହେଲେ। ସେମାନେ ନିଜର ଦୁଷ୍ଟ ଅନ୍ତଃକରଣ ଯୋଗୁଁ ପଶ୍ଚା‌ତ୍‌ବର୍ତ୍ତୀ ହେଲେ, ଅଗ୍ରଗାମୀ ହେଲେ ନାହିଁ। 25 ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିଶରରୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେ ଆମ୍ଭର ସମସ୍ତ ଦାସ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ପଠାଇବା ନିମନ୍ତେ ଦିନେ ଛଡ଼ା ଦିନେ ଉଠି ତୁମ୍ଭମାନଙ୍କ ପାଖକୁ ସେମାନଙ୍କୁ ପାଇଅଛୁ। 26 ମାତ୍ର ସେମାନେ ଆମ୍ଭ କଥା ଶୁଣିଲେ ନାହିଁ କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ। ସେମାନେ ଅବାଧ୍ୟ ହୋଇ ତାଙ୍କର ପୂର୍ବପୁରୁଷଗଣଙ୍କ ଅପେକ୍ଷା ଅଧିକ ଦୁରାଗ୍ଭରୀ ହେଲେ।

27 “ହେ ଯିରିମିୟ, ତୁମ୍ଭେ ଏହିକଥା ସେମାନଙ୍କୁ କହିବ। ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ। ତୁମ୍ଭେ ସେମାନଙ୍କୁ ଆହ୍ୱାନ କରିବ, ମାତ୍ର ସେମାନେ ତୁମ୍ଭକୁ ଉତ୍ତର କରିବେ ନାହିଁ। 28 ତେଣୁ ତୁମ୍ଭେ ସେମାନଙ୍କୁ କହିବ, ‘ସେମାନେ ହେଉଛନ୍ତି ଏକ ଗୋଷ୍ଠୀ ଯେଉଁମାନେ କି ସଦାପ୍ରଭୁ, ଆପଣା ପରମେଶ୍ୱରଙ୍କ କଥାପ୍ରତି ଅବଧାନ କରନ୍ତି ନାହିଁ। ସେମାନେ ପରମେଶ୍ୱରଙ୍କ ଶିକ୍ଷା ଗ୍ରହଣ କରନ୍ତି ନାହିଁ। ବିଶ୍ୱସନୀୟତା ଉଭେଇ ଯାଇଛି। ଏହା ସେମାନଙ୍କ ମୁଖରୁ ଅଦୃଶ୍ୟ ହୋଇ ଯାଇଛି।’

ହତ୍ୟା ଉପତ୍ୟକା

29 “ହେ ଯିରିମିୟ, ଆପଣା ମସ୍ତକର କେଶ କାଟି ପକାଇ ଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର। କାରଣ ସଦାପ୍ରଭୁ ଏହି ବଂଶପ୍ରତି କ୍ରୋଧଭାବ ଓ ବିମୁଖତା ପ୍ରକାଶ କରି ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଛନ୍ତି। 30 ଏହା କର କାରଣ ଯିହୁଦାର ସନ୍ତାନଗଣ ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ ତାହା କଲେ। ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ‘ଅଶୁଚି’ କରିବା ନିମନ୍ତେ ସେମାନଙ୍କର ଘୃଣାଯୋଗ୍ୟ ବସ୍ତ୍ର ତହିଁ ମଧ୍ୟରେ ରଖିଛନ୍ତି। 31 ସେମାନେ ନିଜ ନିଜର ପୁତ୍ରକନ୍ୟାମାନଙ୍କୁ ଅଗ୍ନିରେ ଦ‌ଗ୍‌ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି। ଏହା ଆମ୍ଭେ କେବେ ଆଜ୍ଞା କରି ନାହୁଁ କିଅବା ଆମ୍ଭ ମନରେ ସେ ଭାବ କେବେ ଉଦୟ ହୋଇ ନାହିଁ।” 32 ତେଣୁ ସଦାପ୍ରଭୁ କହନ୍ତି, “ଦେଖ, ଏପରି ଏକ ସମୟ ଆସୁଛି ଯେତେବେଳେ ତାହା ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ନାମରେ ଆଉ ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ। କାରଣ ଲୋକମାନେ ଆଉ ସ୍ଥାନ ନ ପାଇ ତୋଫ‌‌‌ତ୍‌‌‌ରେ କବର ଦେବେ। 33 ସେତେବେଳେ ମୃତବ୍ୟକ୍ତିଙ୍କ ଶବଗୁଡ଼ିକ ଆକାଶର ପକ୍ଷୀମାନଙ୍କର ଓ ଭୂଚର ପଶୁମାନଙ୍କର ଖାଦ୍ୟ ହେବ। ସେମାନଙ୍କୁ ତଡ଼ିବାକୁ କେହି ଜୀବିତ ରହିବେ ନାହିଁ। 34 ସେ ସମୟରେ ଆମ୍ଭେ ଯିହୁଦାର ନଗରଗୁଡ଼ିକରେ ଓ ଯିରୁଶାଲମର ସଡ଼କମାନଙ୍କରେ ସୁଖ ଓ ଆନନ୍ଦଧ୍ୱନି ଦୂର କରିବା। ବର କନ୍ୟାମାନଙ୍କର ଆମୋଦ ଧ୍ୱନି ଆଉ ଯିରୁଶାଲମରେ ଶୁଣାଯିବ ନାହିଁ। କାରଣ ସମଗ୍ର ଦେଶ ଧ୍ୱଂସ ସ୍ତୁପରେ ପରିଣତ ହେବ।”

ସଦାପ୍ରଭୁ କହନ୍ତି, “ସେ ସମୟରେ ଲୋକମାନେ ଯିହୁଦାର ରାଜାଗଣଙ୍କର, ତା’ର ଅଧିପତିମାନଙ୍କର, ଯାଜକଗଣଙ୍କର, ଭବିଷ୍ୟ‌ଦ୍‌ବକ୍ତାମାନଙ୍କର ଓ ଯିରୁଶାଲମ ନିବାସୀଗଣର ଅସ୍ଥିସବୁ ସେମାନଙ୍କ କବରରୁ ବାହାର କରିବେ। ଆଉ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶ ପୃଥିବୀରୁ ଯେଉଁ ନକ୍ଷତ୍ରଗଣଙ୍କୁ ସେମାନେ ଭଲ ପାଇ ଅଛନ୍ତି, ଯେଉଁମାନଙ୍କର ସେବା କରିଅଛନ୍ତି, ଯେଉଁମାନଙ୍କର ପଶ୍ଚା‌‌ଦ୍‌‌ଗାମୀ ହୋଇ ଅଛନ୍ତି, ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହା ସବୁ ଛିନ୍ନଭିନ୍ନ କରି ପକାଇବେ। ଆଉ ସେ ଅସ୍ଥିସବୁ ଏକତ୍ରିତ ହୋଇ କବରରେ ପୋତା ହେବ ନାହିଁ। ସେସବୁ ଭୂମିରେ ପଡ଼ି ଖତ ତୁଲ୍ୟ ହେବ।

ପୁଣି ସଦାପ୍ରଭୁ କହନ୍ତି, “ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦେଇଅଛୁ, ସେସବୁ ସ୍ଥାନରେ ସେମାନଙ୍କର ଅବଶିଷ୍ଟ ଲୋକମାନେ ବଞ୍ଚିବା ଅପେକ୍ଷା ବରଂ ମରିବାକୁ ପସନ୍ଦ କରିବେ।”

ପାପ ଓ ଶାସ୍ତି

“ହେ ଯିରିମିୟ, ଯିହୁଦାର ଲୋକମାନଙ୍କୁ ସଦାପ୍ରଭୁଙ୍କର ଏହି ବାକ୍ୟ କୁହ,

“‘ମନୁଷ୍ୟ ପଡ଼ିଲେ
    କ’ଣ ଆଉ ଉଠେ ନାହିଁ?
ବିପଥରେ ଗଲେ
    କ’ଣ ଆଉ ଫେରେ ନାହିଁ?
ଯିହୁଦା ଓ ଯିରୁଶାଲମର ଲୋକମାନେ
    କାହିଁକି ଚିରକାଳ ବିପଥଗାମୀ ହୋଇଅଛନ୍ତି?
ସେମାନେ ମିଥ୍ୟା ଓ ପ୍ରବଞ୍ଚନାରେ ବିଶ୍ୱାସ ରଖନ୍ତି
    ଓ ସେମାନେ ଫେରିବାକୁ ଅସମ୍ମତ।
ଆମ୍ଭେ ସେମାନଙ୍କ କଥା ମନୋଯୋଗ ସହକାରେ ଶୁଣିଲେ ମଧ୍ୟ
    ସେମାନେ ନ୍ୟାୟକଥା କହିଲେ ନାହିଁ।
ସେମାନେ ସେମାନଙ୍କର ପାପଲାଗି
    ଅନୁତପ୍ତ ନୁହନ୍ତି।
ଯେପରି ଊର୍ଦ୍ଧ୍ୱଶ୍ୱାସରେ ଅଶ୍ୱ ପୃଷ୍ଠରେ ଧାବମାନ ହୁଏ
    ସେମାନେ ସେହିପରି ଆପଣା ଆପଣା ପଥରେ ଦୌଡ଼ନ୍ତି।
ଏପରିକି ଆକାଶର ପକ୍ଷୀଗଣ
    ନିଜ ନିଜ ନିରୂପିତ ସମୟ ଜାଣନ୍ତି।
ଆଉ ଘୁଘୁ, ତାଳଚୋଞ୍ଚ ଓ ସାରସ
    ନିଜ ନିଜର ଆସିବା ସମୟ ରକ୍ଷା କରନ୍ତି।
ମାତ୍ର ଆମ୍ଭର ଲୋକମାନେ
    ସଦାପ୍ରଭୁଙ୍କର ନିୟମ ଜାଣନ୍ତି ନାହିଁ।

“‘ତୁମ୍ଭେମାନେ କହୁଛ ଯେ, “ଆମ୍ଭେମାନେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି।”
    ମାତ୍ର ଏହା ସତ୍ୟ ନୁହେଁ।
    କାରଣ ଅଧ୍ୟାପକଗଣଙ୍କ ମିଥ୍ୟା ଲେଖନୀ ମିଥ୍ୟା ଲେଖିଅଛି।
ସେହି “ଜ୍ଞାନୀ ଲୋକମାନେ” ଲଜ୍ଜିତ ହେବେ,
    ସେମାନେ ଦ୍ୱନ୍ଦରେ ପଡ଼ିବେ ଓ ଫାନ୍ଦରେ ପଡ଼ିବା ପରି ଅନୁଭବ କରିବେ।
ଦେଖ, ସେମାନେ ସଦାପ୍ରଭୁଙ୍କ ଶିକ୍ଷାକୁ ପ୍ରତ୍ୟାଖାନ କଲେ।
    ସେମାନଙ୍କୁ କିପରି “ଜ୍ଞାନୀ” ବୋଲି ବିବେଚନା କରାଯିବ?
10 ତେଣୁ ଆମ୍ଭେ ସେମାନଙ୍କର ସ୍ତ୍ରୀମାନଙ୍କୁ ଅନ୍ୟମାନଙ୍କୁ ଦେବା
    ଓ ସେମାନଙ୍କର କ୍ଷେତ୍ରକୁ ଅନ୍ୟମାନଙ୍କ ଅଧିକାରକୁ ଦେବା।
କାରଣ ଇସ୍ରାଏଲ କ୍ଷୁଦ୍ରଠାରୁ ମହାନ ଲୋକ ପର୍ଯ୍ୟନ୍ତ ସମସ୍ତେ ଲୋଭାସକ୍ତ
    ଆଉ ଭବିଷ୍ୟ‌ଦ୍‌ବକ୍ତାଠାରୁ ଆରମ୍ଭ କରି ଯାଜକ ପର୍ଯ୍ୟନ୍ତ
    ସମସ୍ତେ ମିଥ୍ୟାଚରଣ କରନ୍ତି।
11 ଯଦିଓ ମୋର ଲୋକମାନେ ଗୁରୁତର ଭାବରେ ଆଘାତପ୍ରାପ୍ତ ହୋଇଛନ୍ତି।
    ଏଠାରେ “ଶାନ୍ତି” ଅଛି, ବୋଲି କହି ସେମାନେ ସହଜରେ
ସେମାନଙ୍କୁ ଆରୋଗ୍ୟ କରିବା ପାଇଁ ଚେଷ୍ଟା କରନ୍ତି।
    ସେତେବେଳେ ସେଠାରେ କୌଣସି ‘ଶାନ୍ତି’ ନ ଥାଏ।
12 ସେମାନେ ଘୃଣ୍ୟକର୍ମ କରିସୁଦ୍ଧା ଲଜ୍ଜିତ ହେଲେ ନାହିଁ,
    ସେମାନଙ୍କର ମୁଖମଣ୍ଡଳ ଏହି ମନ୍ଦକର୍ମ ଯୋଗୁଁ ବିବର୍ଣ୍ଣ ହେଲା ନାହିଁ।
ଏଣୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ
    ପତିତ ହେବେ।
ସେମାନଙ୍କ ପ୍ରତିଫଳ ପ୍ରାପ୍ତି ସମୟରେ ସେମାନେ ନିପାତିତ ହେବେ।’”
    ସଦାପ୍ରଭୁ ଏହିସବୁ କହନ୍ତି।

13 “‘ପୁଣି ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କର ସମସ୍ତ ଶସ୍ୟ ଓ ଫଳ ନେଇଯିବା
    ଓ ସେମାନଙ୍କୁ ନିରିହ ରୂପେ ସଂହାର କରିବା।
ଦ୍ରାକ୍ଷାଲତାରେ ଦ୍ରାକ୍ଷାଫଳ ଓ ଡିମ୍ବିରି ବୃକ୍ଷରେ ଡିମ୍ବିରି ଫଳ ରହିବ ନାହିଁ।
    ପତ୍ରସବୁ ମ୍ଳାନ ହୋଇଯିବେ।
ଆମ୍ଭେ ସେମାନଙ୍କୁ ଯାହାସବୁ ଦେଇଅଛୁ, ସେସବୁ ସେମାନଙ୍କଠାରୁ ନେଇଯିବୁ।’”

14 “ଆମ୍ଭେମାନେ କାହିଁକି ଶାନ୍ତଭାବେ ବସିଅଛୁ?
    ଆସ, ଏକତ୍ରିତ ହୋଇ ଆମ୍ଭେମାନେ ଏକ ପ୍ରାଚୀର ବେଷ୍ଟିତ ନଗରକୁ ଗ୍ଭଲିଯିବା।
ଆସ ସେହି ସ୍ଥାନରେ ଆମ୍ଭେ ମୃତ୍ୟୁବରଣ କରିବା।
    ଯେହେତୁ ସଦାପ୍ରଭୁ ଆମ୍ଭର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଛନ୍ତି।
ଆସ ବିଷାକ୍ତ ପାଣି ପିଇବା,
    ଯେହେତୁ ଆମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଛୁ।
15 ଆମ୍ଭେମାନେ ଶାନ୍ତି ଆଶା କଲୁ,
    ମାତ୍ର କିଛି ମଙ୍ଗଳ ହେଲା ନାହିଁ।
ସେ ଆମ୍ଭମାନଙ୍କୁ କ୍ଷମା ଦେବେ ବୋଲି ଇଚ୍ଛା କଲୁ,
    ମାତ୍ର କେବଳ ବିପଦ ମାଡ଼ି ଆସିଲା।
16 ଦାନ୍ ନଗରଠାରୁ
    ତାହାର ଅଶ୍ୱଗଣର ନାସିକା ଧ୍ୱନି ଶୁଣା ଯାଉଅଛି।
    ତାହାର କନିଷ୍ଠ ଅଶ୍ୱଗଣର ହିଁ ହିଁ ଶବ୍ଦରେ
ସମୁଦାୟ ଦେଶ କମ୍ପିତ ହେଉଅଛି।
    କାରଣ ସେମାନେ ଆସିଛନ୍ତି,
ଆଉ ଦେଶ ଓ ତନ୍ମଧ୍ୟସ୍ଥିତ ସକଳ ନଗର
    ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି।”

17 “ହେ ଯିହୁଦାର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ ଓ କାଳସର୍ପମାନଙ୍କୁ ପଠାଇବା,
    ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ।
ସେମାନଙ୍କୁ କେହି ଅଟକାଇ ପାରିବେ ନାହିଁ।”
    ଏହା ସଦାପ୍ରଭୁ କହନ୍ତି।

18 ହେ ପରମେଶ୍ୱର ମୋର ହୃଦୟ ଦୁଃଖରେ ଅଭିଭୂତ, ମୁଁ ଅତ୍ୟନ୍ତ ଭୟଭୀତ ଓ ମୂର୍ଚ୍ଛିତ।
19 ମୋର ଲୋକମାନଙ୍କର ଅତି ଦୂର ଦେଶରୁ ଆସୁଥିବା
    ଆର୍ତ୍ତଚିତ୍କାର ଶୁଣ।
ସେମାନେ କହନ୍ତି, “ସଦାପ୍ରଭୁ କ’ଣ ସିୟୋନରେ ନାହାନ୍ତି?
    ତହିଁର ରାଜା କ’ଣ ତହିଁ ମଧ୍ୟରେ ନାହାନ୍ତି?”

ମାତ୍ର ପରମେଶ୍ୱର କହନ୍ତି,
“ସେମାନେ ନିଜର ଖୋଦିତ ପ୍ରତିମା
    ଓ ବିଦେଶୀୟ ଅସାର ବସ୍ତ୍ର ସମୂହଦ୍ୱାରା
    ଆମ୍ଭକୁ ବିରକ୍ତ ଓ କ୍ରୋଧିତ କରିଛନ୍ତି।”
20 “ଶସ୍ୟ ସଂଗ୍ରହର ସମୟ ଶେଷ ହେଲା।
    ଗ୍ରୀଷ୍ମକାଳ ଅତିବାହିତ ହେଲା।
ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହେଲା ନାହିଁ।”

21 ମୋର ହୃଦୟ ଭାଙ୍ଗି ଯାଇଛି କାରଣ ମୋର ଲୋକମାନଙ୍କର ହୃଦୟ ଭାଙ୍ଗି ଯାଇଛି।
    ମୁଁ ମଳିନ, ବିସ୍ମୟତା ମୋତେ ଆକ୍ରାନ୍ତ କରିଅଛି।
22 ଗିଲିୟଦରେ ଔଷଧ ଅଛି
    ଓ ସେଠାରେ ବୈଦ୍ୟମାନେ ମଧ୍ୟ ଅଛନ୍ତି।
    ତେବେ ମୋର ଆଘାତପ୍ରାପ୍ତ ଲୋକମାନେ କାହିଁକି ଆରୋଗ୍ୟଲାଭ କରୁ ନାହାନ୍ତି?

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 5

ଅନ୍ୟ ଲୋକଙ୍କ ସହିତ ରହିବା ପାଇଁ କେତୋଟି ନିୟମ

ତୁମ୍ଭେ ଜଣେ ବୟସ୍କ ଲୋକ ସହିତ ରାଗରେ କଥାବାର୍ତ୍ତା କର ନାହିଁ। ନିଜ ପିତା ବୋଲି ଭାବି ତାହାଙ୍କ ସହିତ କଥା କୁହ। ସାନମାନଙ୍କ ପ୍ରତି ନିଜ ଭାଇ ଭଳି ଆଚରଣ କର। ବୟସ୍କା ସ୍ତ୍ରୀଲୋକମାନଙ୍କୁ ମା ଭଳି ଓ ଯୁବତୀ ସ୍ତ୍ରୀଲୋକମାନଙ୍କୁ ଭଉଣୀ ଭଳି ଆଚରଣ କର। ସର୍ବଦା ସେମାନଙ୍କ ପ୍ରତି ପବିତ୍ରତାର ସହିତ ଆଚରଣ କର।

ବିଧବାମାନଙ୍କର ଯତ୍ନ ନେବା

ପ୍ରକୃତରେ ଏକୁଟିଆଥିବା ବିଧବାମାନଙ୍କର ଯତ୍ନ ନିଅ। କିନ୍ତୁ ଯଦି ଜଣେ ବିଧବାର ପୁଅଝିଅ ବା ନାତିନାତୁଣୀ ଥାଏ, ସେମାନେ ପ୍ରଥମରେ ନିଜ ପରିବାର ପ୍ରତି ସମ୍ମାନଭାବ ଦେଖାଇବା ଉଚିତ୍। ସେମାନେ ତାଙ୍କର ପିତାମାତାଙ୍କୁ ସାହାଯ୍ୟ କରିବା ଉଚିତ୍। ଏପରି କରିବା ଦ୍ୱାରା ସେମାନେ ନିଜର ପିତାମାତା ଓ ପିତାମହ ଓ ମାତାମହୀଙ୍କୁ ପ୍ରତିଦାନ କରି ଥା’ନ୍ତି। ତାହା ପରମେଶ୍ୱରଙ୍କୁ ପ୍ରସନ୍ନ କରେ। ଯଦି ଜଣେ ବିଧବା ପ୍ରକୃତରେ ଏକୁଟିଆ ଓ ନିରାଶାରେ ରହିଥାଏ, ତା’ହେଲେ ସେ ତା’ ପ୍ରତି ପରମେଶ୍ୱରଙ୍କର ସାହାଯ୍ୟ ଉପରେ ଭରସା କରେ। ସେହି ବିଧବାଟି ରାତିଦିନ ପରମେଶ୍ୱରଙ୍କୁ ପ୍ରାର୍ଥନା କରେ, ତାହାଙ୍କ ସାହାଯ୍ୟ ପାଇଁ ଅନୁରୋଧ କରେ। କିନ୍ତୁ ଏଭଳି ବିଧବା ଯାହାର ଜୀବନର ଲକ୍ଷ୍ୟ କେବଳ ନିଜକୁ ସନ୍ତୁଷ୍ଟ କରିବା, ସେ ବଞ୍ଚି ଥାଉଥାଉ ମଧ୍ୟ ପ୍ରକୃତରେ ମୃତ। ସେଠାରେ ଥିବା ସମସ୍ତ ବିଶ୍ୱାସୀ ଲୋକଙ୍କୁ ଏହି କାମଗୁଡ଼ିକ କରିବା ପାଇଁ କୁହ, ତା’ହେଲେ କେହି କହିବେ ନାହିଁ ଯେ ସେମାନେ ଭୁଲ୍ କରୁଛନ୍ତି। ନିଜର ଆତ୍ମୀୟ ସମସ୍ତଙ୍କର ଯତ୍ନ ନେବା ଜଣେ ଲୋକର କର୍ତ୍ତବ୍ୟ ଅଟେ। ଏପରିକି ଆଉ ମଧ୍ୟ ସେ ନିଜ ପରିବାରର ଯତ୍ନ ନେବା ଅଧିକ ଗୁରୁତ୍ୱପୂର୍ଣ୍ଣ। ଯଦି ଜଣେ ଲୋକ ସେହିପରି କରୁ ନାହିଁ, ତା’ହେଲେ ସେ ଲୋକ ସତ୍ୟ ବିଶ୍ୱାସକୁ ଅନୁସରଣ କରୁ ନାହିଁ। ସେହି ଲୋକ ଜଣେ ଅବିଶ୍ୱାସୀଠାରୁ ମଧ୍ୟ ଖରାପ।

ବିଧବା ତାଲିକା (ସେବାକାର୍ଯ୍ୟରେ) ଆହୁରି ମଧ୍ୟ ଯୋଗ କରାଯାଇପାରେ ଯେ ସେ ନିଶ୍ଚିତରୂପେ ଷାଠିଏ ବର୍ଷ ବା ତା’ଠାରୁ ଅଧିକ ବୟସର ହୋଇଥିବେ। ସେ କେବଳ ସ୍ୱାମୀର ବିଶ୍ୱସ୍ତ ହୋଇଥିବେ। 10 ସେ ଜୀବନରେ ଭଲ କାମ କରିଥିବେ। ଯେପରି ପିଲାମାନଙ୍କୁ ବୃଦ୍ଧି କରିବା, ଘରେ ଅତିଥିମାନଙ୍କୁ ସତ୍କାର କରିବା, ପରମେଶ୍ୱରଙ୍କ ଲୋକମାନଙ୍କର ଗୋଡ଼ ଧୋଇବ, କଷ୍ଟରେ ପଡ଼ିଥିବା ଲୋକଙ୍କୁ ସାହାଯ୍ୟ କରିବା ଓ ନିଜ ଜୀବନରେ ସମସ୍ତ ପ୍ରକାରର ଭଲ କାମ କରିବା।

11 କିନ୍ତୁ ଯୁବତୀ ବିଧବାମାନଙ୍କୁ ସେହି ତାଲିକାଭୁକ୍ତ କର ନାହିଁ। ସେମାନେ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ସମର୍ପିତ ହେବା ପରେ ମଧ୍ୟ ନିଜର ପ୍ରବଳ କାମାଭିଳାଷ ଯୋଗୁଁ ତାହାଙ୍କଠାରୁ ଦୂରକୁ ଆକର୍ଷିତ ହୋଇ ପାରନ୍ତି। ତା’ପରେ ସେମାନେ ପୁଣି ଥରେ ବିବାହ କରିବାକୁ ଇଚ୍ଛା କରନ୍ତି। 12 ସେଥିପାଇଁ ସେମାନଙ୍କର ବିଗ୍ଭର ହେବ। ତାହାଙ୍କର ପ୍ରଥମ ପ୍ରତିଜ୍ଞା ଅନୁସାରେ, କାମ ନ କରିବା ଯୋଗୁଁ ସେମାନେ ବଗ୍ଭରିତ ହେବେ। 13 ସେହି ଯୁବତୀ ବିଧବାମାନେ ଘରକୁ ଘର ଅଯଥାରେ ବୁଲାବୁଲି କରି ସମୟ ନଷ୍ଟ କରିବା ଶିଖନ୍ତି। ସେମାନେ ବଚସା କରିବା ଓ ଅନ୍ୟଲୋକଙ୍କ ଜୀବନ ବିଷୟରେ ଚର୍ଚ୍ଚା କରିବା ଆରମ୍ଭ କରନ୍ତି। ଅନୁଚିତ୍ କଥାଗୁଡ଼ିକ କୁହନ୍ତି। 14 ଅତଏବ ଯୁବତୀମାନେ ବିବାହ କରନ୍ତୁ ସେମାନଙ୍କର ପିଲା-ଛୁଆ ହୁଅନ୍ତୁ ଏବଂ ସେମାନେ ନିଜ ଘରର ଯତ୍ନ ନିଅନ୍ତୁ, ମୁଁ ଏହା ଗ୍ଭହେଁ। ଯଦି ସେମାନେ ଏପରି କରିବେ, ତା’ହେଲେ ଆମ୍ଭ ଶତ୍ରୁମାନେ ସେମାନଙ୍କୁ ସମାଲୋଚନା କରିବା ପାଇଁ କୌଣସି କାରଣ ପାଇବେ ନାହିଁ। 15 ଏଥିପୂର୍ବରୁ କେତେ ଜଣ ଯୁବତୀ ବିଧବା ଶୟତାନର ପଥରେ ଯାଇଛନ୍ତି।

16 ଯଦି ଜଣେ ବିଶ୍ୱାସୀ ସ୍ତ୍ରୀଲୋକର ପରିବାରରେ ବିଧବାମାନେ ଅଛନ୍ତି, ତା’ହେଲେ ସେମାନଙ୍କର ସେ ନିଜେ ଯତ୍ନ ନେବା ଦରକାର। ମଣ୍ଡଳୀକୁ ଏଥିପାଇଁ ଭାରଗ୍ରସ୍ତ କରିବା ଉଚିତ୍ ନୁହେଁ। ତା’ପରେ ମଣ୍ଡଳୀ କେବଳ ପରିବାର ବିହୀନ ବିଧବାମାନଙ୍କର ଯତ୍ନ ନେବାରେ ସକ୍ଷମ ହେବ।

ବୟୋଜ୍ୟେଷ୍ଠ ଏବଂ ଅନ୍ୟ ବିଷୟ ଗୁଡ଼ିକର ଶିକ୍ଷାଦାନ

17 ମଣ୍ଡଳୀକୁ ଉତ୍ତମରୂପେ ଆଗେଇ ନେଇ ଯାଉଥିବା ପ୍ରାଚୀନମାନେ ଅତ୍ୟଧିକ ସମ୍ମାନ ପାଇବା ଉଚିତ୍। ଯେଉଁ ପ୍ରାଚୀନମାନେ ପ୍ରଗ୍ଭର ଓ ଉପଦେଶ ପ୍ରଦାନ କରୁଛନ୍ତି, ସେମାନେ ଅତ୍ୟଧିକ ସମ୍ମାନର ଅଧିକାରୀ ଅଟନ୍ତି। 18 କାରଣ ଶାସ୍ତ୍ର କୁହେ: “ଯେତେବେଳେ ବଳଦ ଅମଳ ପାଇଁ ଘୁରୁଥାଏ, ସେତେବେଳେ ତା’ର ମୁହଁ ବାନ୍ଧ ନାହିଁ ଓ ତାକୁ ଶସ୍ୟ ଖାଇବା ପାଇଁ ଅଟକାଅ ନାହିଁ।” [a] ଶାସ୍ତ୍ର ଏପରି ମଧ୍ୟ କୁହେ: “ଜଣେ କାମ କରୁଥିବା ଲୋକ ତା’ର ଦରମା ପାଇବା ଉଚିତ୍।” [b]

19 ଯେଉଁ ଲୋକ ଜଣେ ପ୍ରାଚୀନ ବିରୁଦ୍ଧରେ ନିନ୍ଦା କରେ, ଓ ତା’ ସହିତ ଯଦି ଅନ୍ୟ ଦୁଇ ବା ତିନି ଜଣ ଲୋକ ମଧ୍ୟ ପ୍ରାଚୀନ ଲୋକ ଭୁଲ୍ କରିଛନ୍ତି ବୋଲି କୁହନ୍ତି, ତା’ହେଲେ ଯାଇ ସେ ଲୋକର କଥା ତୁମ୍ଭେ ଶୁଣିବ। 20 ଯେଉଁମାନେ ପାପ କରନ୍ତି, ସେମାନଙ୍କୁ ସେମାନଙ୍କର ଭୁଲ୍ ଦେଖାଇଦିଅ। ମଣ୍ଡଳୀର ଲୋକମାନଙ୍କ ସମ୍ମୁଖରେ ଏହା କର। ସେହିପରି କଲେ, ଅନ୍ୟମାନେ ସତର୍କ ହେବେ।

21 ପରମେଶ୍ୱର, ଖ୍ରୀଷ୍ଟ ଯୀଶୁ ଏବଂ ମନୋନୀତ ସ୍ୱର୍ଗଦୂତଙ୍କ ଆଗରେ ଏଗୁଡ଼ିକ କରିବା ପାଇଁ ମୁଁ ତୁମ୍ଭକୁ ଆଦେଶ ଦେଉଛି। ସତ୍ୟ ଜାଣିବା ପୂର୍ବରୁ ଲୋକମାନଙ୍କର ବିଗ୍ଭର କର ନାହିଁ। ସମସ୍ତଙ୍କ ପାଇଁ ସମାନ ଭାବ ଦେଖାଅ।

22 ଜଣେ ଲୋକକୁ ମଣ୍ଡଳୀର ପ୍ରାଚୀନ ଭାବେ ତା’ଉପରେ ହାତ ଥୋଇବା ସମୟରେ ଖୁବ୍ ସତର୍କ ଭାବେ ଚିନ୍ତା କର। ଅନ୍ୟ ଲୋକମାନଙ୍କ ପାପରେ ଅଂଶ ଗ୍ରହଣ କର ନାହିଁ। ନିଜକୁ ସର୍ବଦା ପବିତ୍ର ରଖ।

23 ତୀମଥି, ତୁମ୍ଭେ କେବଳ ପାଣି ପିଉଛ। ତାହା ବନ୍ଦ କରି କିଛି ଦ୍ରାକ୍ଷାରସ ମଧ୍ୟ ପିଅ। ଏହା ତୁମ୍ଭ ପେଟ ପାଇଁ ଦରକାର, ଓ ତୁମ୍ଭେ ବାରମ୍ବାର ବେମାର ପଡ଼ିବ ନାହିଁ।

24 କେତେ ଜଣଙ୍କ ପାପ ସବୁ ସ୍ପଷ୍ଟ ହୋଇ ଦେଖାଯାଏ କାରଣ ସେମାନଙ୍କର ବିଗ୍ଭର ହେବ ବୋଲି ସେମାନଙ୍କର ପାପଗୁଡ଼ିକ ଆଗତୁରା ଦେଖାଯାଏ। କିନ୍ତୁ ଅନ୍ୟ କେତେ ଜଣଙ୍କ ପାପ ପରେ ଜଣାପଡ଼େ। 25 ଲୋକମାନଙ୍କ କ୍ଷେତ୍ରରେ ମଧ୍ୟ ଏହା ସତ। ଲୋକଙ୍କ ଭଲ କାମ ସହଜରେ ଦେଖାଯାଏ। କିନ୍ତୁ ଯେତେବେଳେ ସେହି ଭଲ କାମଗୁଡ଼ିକ ଦେଖାଯାଏ ନାହିଁ, ସେଗୁଡ଼ିକ ଲୁଚି ରହେ ନାହିଁ।

Oriya Bible: Easy-to-Read Version (ERV-OR)

2010 by World Bible Translation Center