Old/New Testament
9 ଯେବେ ମୋର ମସ୍ତକ ଜଳମୟ
ଓ ମୋର ଚକ୍ଷୁ ଲୋତକର ଝରଣାସ୍ୱରୂପ ହୁଅନ୍ତା,
ତେବେ ମୁଁ ମୋହର ନିହତ ଲୋକମାନଙ୍କ ପାଇଁ ଦିନରାତି କ୍ରନ୍ଦନ କରି ପାରନ୍ତି।
2 ଆଉ ଯଦି ପଥିକମାନଙ୍କର ବସାପରି
ପ୍ରାନ୍ତରରେ ମୋର ଗୋଟିଏ ବସା ଥା’ନ୍ତା,
ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି
ସେମାନଙ୍କଠାରୁ ଦୂରେଇ ଯାଇ ପାରନ୍ତି।
କାରଣ ସେମାନେ ସମସ୍ତେ ବ୍ୟଭିଗ୍ଭରୀ
ଓ ପରମେଶ୍ୱରଙ୍କ ପ୍ରତି ବିଶ୍ୱାସଘାତକତା କରିଛନ୍ତି।
3 “ପୁଣି ସେମାନେ ଅସତ୍ୟତା ନିମନ୍ତେ
ନିଜ ନିଜ ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି।
ଆଉ ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି,
ମାତ୍ର ସତ୍ୟତା ପାଇଁ ନୁହେଁ।
କାରଣ ସେମାନେ ପାପ ଉପରେ ପାପ କରିବାକୁ ଅଗ୍ରସର ହୁଅନ୍ତି।
ସେମାନେ ଆମ୍ଭକୁ ଜାଣନ୍ତି ନାହିଁ।”
ଏହା ସଦାପ୍ରଭୁ କହନ୍ତି।
4 “ତୁମ୍ଭେମାନେ ପ୍ରତ୍ୟେକ ପ୍ରତିବାସୀ ପ୍ରତି ସାବଧାନ ହୁଅ
ଓ କୌଣସି ଭ୍ରାତାକୁ ବିଶ୍ୱାସ କର ନାହିଁ।
କାରଣ ପ୍ରତ୍ୟେକ ଭ୍ରାତା ପ୍ରତାରକ
ଓ ପ୍ରତ୍ୟେକ ପ୍ରତିବାସୀ ତୁମ୍ଭମାନଙ୍କର ନିନ୍ଦା ଗାଇ ବୁଲିବେ।
5 ସେମାନେ ପ୍ରତ୍ୟେକ ଆପଣା ପ୍ରତିବାସୀକୁ ପ୍ରବଞ୍ଚନା କରିବେ
ଓ କେବେ ସତ୍ୟକଥା କହିବେ ନାହିଁ।
ସେମାନେ ମିଥ୍ୟା କହିବାକୁ
ନିଜ ନିଜ ଜିହ୍ୱାକୁ ଶିଖାଇଅଛନ୍ତି।
ଥକିବା ପର୍ଯ୍ୟନ୍ତ
ସେମାନେ ମନ୍ଦକର୍ମ କରନ୍ତି।
6 ଗୋଟିଏ ମନ୍ଦକର୍ମ ପରେ ଅନ୍ୟ ଏକ ମନ୍ଦକର୍ମ ଗ୍ଭଲେ
ଓ ପ୍ରବଞ୍ଚନା ଲାଗି ରହେ।”
ତେଣୁ ସଦାପ୍ରଭୁ କହନ୍ତି, “ଏହି ମିଥ୍ୟା ଓ ପ୍ରବଞ୍ଚନା ଯୋଗୁଁ
ସେମାନେ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି।”
7 ତେଣୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି,
“ଯେପରି ଜଣେ ଶ୍ରମିକ ଧାତୁର ଶୁଦ୍ଧତା ଜାଣିବା ପାଇଁ ଅଗ୍ନିରେ ତରଳାଏ,
ସେହିପରି ଆମ୍ଭେ ସେମାନଙ୍କୁ ପରୀକ୍ଷା କରିବା।
ଆମ୍ଭ ଲୋକମାନେ ପାପ କରିଥିବା ହେତୁ
ଆଉ ଆମ୍ଭେ କ’ଣ କରି ପାରିବା?
8 ସେମାନଙ୍କର ଜିହ୍ୱା ପ୍ରାଣନାଶକ ବାଣସ୍ୱରୂପ।
ତାହା କେବଳ ମିଥ୍ୟା ଓ ପ୍ରବଞ୍ଚନାର କଥା କହେ।
ସେମାନେ ମୁହଁରେ ପ୍ରତିବାସୀ ସହିତ ପ୍ରେମାଳାପ କରନ୍ତି,
ମାତ୍ର ଅନ୍ତରରେ ସେମାନଙ୍କୁ ବିନାଶ କରିବାକୁ ଯୋଜନା କରନ୍ତି।”
9 ତେଣୁ ସଦାପ୍ରଭୁ କହନ୍ତି,
“ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା।
ଏହି ପ୍ରକାର ଗୋଷ୍ଠୀକୁ ଆମ୍ଭେ ଦଣ୍ଡ ବିଧାନ ନ କରି
କ’ଣ ରହିପାରିବା?”
10 ମୁଁ, ଯିରିମିୟ, ପର୍ବତମାନଙ୍କ ପାଇଁ
ଓ ପ୍ରାନ୍ତରସ୍ଥ ଚରାସ୍ଥାନ ପାଇଁ କେବଳ ବିଳାପ କରିବି।
ସେମାନଙ୍କ ନିମନ୍ତେ ଶୋକ କରିବି।
କାରଣ କେହି ଜୀବନ୍ତ ପ୍ରାଣୀ ସେଠାରେ ନ ଥିବେ।
କୌଣସି ଲୋକ ଯାତାୟାତ କରିବେ ନାହିଁ।
ପଶୁପଲର ରବ ଶୁଣାଯିବ ନାହିଁ।
ଆଉ ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟେ ସେଠାରୁ ପଳାୟନ କରିବେ।
11 “ପୁଣି ଆମ୍ଭେ ସଦାପ୍ରଭୁ ଯିରୁଶାଲମକୁ ଢିପି
ଓ ଶୃଗାଳମାନଙ୍କ ବାସସ୍ଥାନରେ ପରିଣତ କରିବା।
ଆଉ ଆମ୍ଭେ ଯିହୁଦାର ନଗରସମୂହକୁ
ନିର୍ଜନ ଧ୍ୱଂସସ୍ଥାନ କରିବା।”
12 ଏହା ବୁଝିଲାଭଳି କୌଣସି ଜ୍ଞାନୀ ବ୍ୟକ୍ତି ଏଠାରେ ଅଛନ୍ତି କି? ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷା ପାଇଥିବା ଓ ତାଙ୍କର ମୁଖ ନିଃସୃତ ବାଣୀକୁ ବ୍ୟକ୍ତି କରିବାକୁ କେହି ବ୍ୟକ୍ତି ଅଛି କି? ଦେଶ କାହିଁକି ଧ୍ୱଂସପ୍ରାପ୍ତ ହେଲା ଓ ପ୍ରାନ୍ତରସବୁ ଦଗ୍ଧିଭୂତ ହେଲା, କେହି ସେଠାରେ ଯାତାୟାତ କଲେ ନାହିଁ?
13 ଏସବୁର କାରଣ ସଦାପ୍ରଭୁ କହନ୍ତି, “ତାହା ହେଲା ଆମ୍ଭେ ସେମାନଙ୍କ ସମ୍ମୁଖରେ ଆମ୍ଭର ଯେଉଁ ବ୍ୟବସ୍ଥାମାନ ରଖିଲୁ ତାହା ସେମାନେ ପରିତ୍ୟାଗ କରିଅଛନ୍ତି। ଆମ୍ଭର ବାକ୍ୟ ପାଳନ କରି ନାହାନ୍ତି କି ତଦନୁସାରେ ଆଚରଣ କରି ନାହାନ୍ତି। 14 ସେମାନେ ନିଜ ଇଚ୍ଛାନୁସାରେ ଅବାଧ୍ୟ ହୋଇଛନ୍ତି ଓ ପୂର୍ବପୁରୁଷମାନଙ୍କ ଶିକ୍ଷାନୁସାରେ ବାଲ୍ଦେବ ତାଙ୍କର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି।”
15 ତେଣୁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ତିକ୍ତ ଭୋଜନ କରାଇବା ଓ ବିଷବୃକ୍ଷର ରସ ସେମାନଙ୍କୁ ପାନ କରିବାକୁ ଦେବା। 16 ସେମାନେ କିଅବା ସେମାନଙ୍କର ପୂର୍ବପୁରୁଷ ଜାଣି ନ ଥିବା ଦେଶୀୟମାନଙ୍କ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ କରିବା। ସେମାନଙ୍କୁ ସଂହାର ନ କରିବା ଯାଏ ସେମାନଙ୍କ ପଛରେ ଖଡ଼୍ଗ ପଠାଇବା।”
17 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି,
“ତୁମ୍ଭେମାନେ ବିବେଚନା କର
ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡାକ
ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ।
18 ସେମାନେ କହନ୍ତି,
‘ସେହି ସ୍ତ୍ରୀଲୋକମାନେ ଶୀଘ୍ର ଆସନ୍ତୁ
ଓ ଆମ୍ଭମାନଙ୍କ ପାଇଁ ବିଳାପ କରନ୍ତୁ।
ଆମ୍ଭର ଚକ୍ଷୁ ଯେପରି ଲୋତକରେ ପୂର୍ଣ୍ଣ ହେବ
ଓ ଚକ୍ଷୁରୁ ଯେପରି ଲୋତକର ନିର୍ଝର ନିର୍ଗତ ହେବ।’
19 “କାରଣ ସିୟୋନରୁ ଏହି ହାହାକାର ଶବ୍ଦ ଶୁଣାଯାଉଛି।
‘ଆମ୍ଭେମାନେ ପ୍ରକୃତରେ ବିନଷ୍ଟ ହୋଇଅଛୁ।
ଆମ୍ଭେମାନେ ବିଶେଷ ଭାବରେ ଲଜ୍ଜିତ,
କାରଣ ଆମ୍ଭର ବାସସ୍ଥାନ ଧୂଳିସାତ୍ ହୋଇଅଛି
ଓ ଆମ୍ଭେମାନେ ଦେଶ ପରିତ୍ୟାଗ କରିଅଛୁ।’”
20 ତେଣୁ ହେ ଯିହୁଦାର ରମଣୀଗଣ, ସଦାପ୍ରଭୁଙ୍କର ବାକ୍ୟ ଶୁଣ,
ତୁମ୍ଭମାନଙ୍କର କର୍ଣ୍ଣ ତାଙ୍କର ମୁଖ ନିଃସୃତ ବାକ୍ୟ ଗ୍ରହଣ କରୁ।
ଆଉ “ତୁମ୍ଭେମାନେ ନିଜ ନିଜ କନ୍ୟାମାନଙ୍କୁ ହାହାକାର କରିବାକୁ
ଓ ପ୍ରତ୍ୟେକ ନିଜ ପ୍ରତିବାସିନୀକୁ ବିଳାପ କରିବାକୁ ଶିକ୍ଷା ଦିଅ।
21 “କାରଣ ମୃତ୍ୟୁ ଆମ୍ଭମାନଙ୍କର ଝରକା ଦେଇ
ଆମ୍ଭମାନଙ୍କର ପ୍ରାସାଦରେ ପ୍ରବେଶ କରିଅଛି।
ଏହା ବାହାରେ ବାଳକମାନଙ୍କୁ
ଓ ନଗରର ଛକମାନଙ୍କରେ ଯୁବକମାନଙ୍କୁ ସଂହାର କରିବାକୁ ପ୍ରସ୍ତୁତ।”
22 ଯିରିମିୟ ଏହା କହନ୍ତି, “ସଦାପ୍ରଭୁଙ୍କ ବାକ୍ୟାନୁସାରେ
‘ମନୁଷ୍ୟମାନଙ୍କର ଶବ ଖତପରି କ୍ଷେତ୍ରରେ ପଡ଼ି ରହିବ
ଆଉ ଶସ୍ୟ ଚ୍ଛେଦନକାରୀର ଶସ୍ୟ ପଛରେ ପଡ଼ିଲା ପରି
ସେମାନେ କ୍ଷେତ୍ରରେ ପଡ଼ି ରହିବେ।
କେହି ସେମାନଙ୍କୁ ସଂଗ୍ରହ କରିବାକୁ ନ ଥିବେ।’”
23 ଆଉ ସଦାପ୍ରଭୁ କହନ୍ତି,
“ଜ୍ଞାନବାନ୍ ଆପଣା ଜ୍ଞାନରେ ଦର୍ପ ନ କରୁ,
ବଳବାନ୍ ଆପଣା ବଳରେ ଦର୍ପ ନ କରୁ
ଓ ଧନବାନ୍ ଆପଣା ଧନରେ ଗର୍ବ ନ କରୁ।
24 ଯଦି କେହି ଦର୍ପ କରିବ, ତେବେ ସେ ଆମ୍ଭକୁ ଚିହ୍ନେ
ଓ ଜାଣେ ବୋଲି ଦର୍ପ କରୁ।
ଆମ୍ଭେ ସଦାପ୍ରଭୁଙ୍କ ଜଗତରେ ସ୍ନେହ, କରୁଣା ବିଗ୍ଭର
ଓ ଧର୍ମସାଧନ କରୁ,
କାରଣ ସଦାପ୍ରଭୁ କହନ୍ତି
ଏସବୁରେ ଆମ୍ଭର ସନ୍ତୋଷ ଥାଏ।”
25 ସଦାପ୍ରଭୁ କହନ୍ତି ଦେଖ, “ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସେମାନଙ୍କର ଅସୁନ୍ନତ ଅନୁସାରେ ଦଣ୍ଡ ଦେବା, ଏପରି ସମୟ ଆସୁଅଛି। 26 ଆମ୍ଭେ ମିଶର, ଯିହୁଦା, ଇଦୋମ, ଅମ୍ମୋନ ଓ ମୋୟାବର ସନ୍ତାନଗଣଙ୍କୁ ଓ ସମସ୍ତ ପ୍ରାନ୍ତରବାସୀଙ୍କୁ ଦଣ୍ଡ ଦେବା, କାରଣ ସେମାନେ ଶରୀରରେ ଅସୁନ୍ନତ ମାତ୍ର ସମଗ୍ର ଇସ୍ରାଏଲ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।”
ସଦାପ୍ରଭୁ ଓ ପ୍ରତିମାଗଣ
10 ହେ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ବାକ୍ୟ ଶୁଣ। 2 ସଦାପ୍ରଭୁ ଏହିକଥା କହନ୍ତି,
“ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କର ବ୍ୟବହାର ଶିଖ ନାହିଁ
ଓ ଆକାଶର ନାନା ଚିହ୍ନରେ ଭୟଭୀତ ହୁଅ ନାହିଁ,
କାରଣ ଅନ୍ୟ ଦେଶୀୟମାନେ ତହିଁରେ ଭୀତ ହୁଅନ୍ତି।
3 ଅନ୍ୟ ଦେଶୀୟମାନଙ୍କର ସକଳ ବିଧି ବ୍ୟବସ୍ଥା ଅସାର
କାରଣ ଅରଣ୍ୟରୁ ବୃକ୍ଷ ଚ୍ଛେଦନ କରି କାରିଗର ନିର୍ମିତ କରିଥିବା ପ୍ରତିମା ଓ ମୂର୍ତ୍ତିଗୁଡ଼ିକ ସବୁ ମୂଲ୍ୟହୀନ।
ସେଗୁଡ଼ିକ ଦେବତା ନୁହନ୍ତି।
4 ସେମାନେ ସେଗୁଡ଼ିକୁ ସୁନା ଓ ରୂପାରେ ସଜ୍ଜିତ କରନ୍ତି।
ସେମାନେ ସେଗୁଡ଼ିକୁ ହାତୁଡ଼ି ଦ୍ୱାରା କଣ୍ଟା ବାଡ଼େଇ ଦୃଢ଼ କରନ୍ତି,
ଯେପରି ସେଗୁଡ଼ିକ ଟଳମଳ ହେବେ ନାହିଁ କିଅବା ପଡ଼ିବେ ନାହିଁ।
5 ସେସବୁ ତାଳଗଛ ତୁଲ୍ୟ, କୁନ୍ଦା
ଓ କଥା କହନ୍ତି ନାହିଁ।
ସେମାନଙ୍କୁ ବହନ କରିବାକୁ ହୁଏ
କାରଣ ସେମାନେ ଗ୍ଭଲିପାରନ୍ତି ନାହିଁ।
ତେଣୁ ସେମାନଙ୍କୁ ଭୟ କର ନାହିଁ,
କାରଣ ସେମାନେ ଅମଙ୍ଗଳ କରି ପାରିବେ ନାହିଁ
କିଅବା ମଙ୍ଗଳ କରିବାକୁ ସେମାନଙ୍କର ଶକ୍ତି ନାହିଁ।”
6 ହେ ସଦାପ୍ରଭୁ, ତୁମ୍ଭେ ଅତି ମହାନ,
ତୁମ୍ଭ ତୁଲ୍ୟ ଆଉ କେହି ନାହାନ୍ତି।
ତୁମ୍ଭର ନାମ ମହତ୍ ଓ ପରାକ୍ରମଶାଳୀ।
7 ତେଣୁ ହେ ପରମେଶ୍ୱର, ତୁମ୍ଭେ ସର୍ବଦେଶୀୟମାନଙ୍କ ମଧ୍ୟରେ ମହାନ।
ତୁମ୍ଭକୁ କିଏ ଭୟ ନ କରିବ? ତୁମ୍ଭେ ତାହାର ଯୋଗ୍ୟ।
ସର୍ବଦେଶୀୟ ମଧ୍ୟରେ ବହୁ ଜ୍ଞାନୀ ଲୋକ ଅଛନ୍ତି,
ମାତ୍ର ସମଗ୍ର ରାଜକୀୟ, ଐଶ୍ୱର୍ଯ୍ୟଶାଳୀ ଓ ଜ୍ଞାନୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହାନ୍ତି।
8 ଅନ୍ୟ ଦେଶୀୟମାନେ ସମସ୍ତେ ନିର୍ବୋଧ ଓ ଅଜ୍ଞାନ।
ସେମାନଙ୍କର ମୂର୍ତ୍ତିଗୁଡ଼ିକର ଶିକ୍ଷା ମୂଲ୍ୟହୀନ।
ସେହି ମୂର୍ତ୍ତିଗୁଡ଼ିକ କେବଳ କାଷ୍ଠ ମାତ୍ର।
9 ସେମାନେ ତର୍ଶୀଶରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଆଣି
କାରିଗର ଓ ସ୍ୱର୍ଣ୍ଣକାର ହସ୍ତରେ
“ପ୍ରତିମାମାନ” ନିର୍ମାଣ କରାନ୍ତି।
ସେଗୁଡ଼ିକ ନୀଳ ଓ ଧୂମ୍ରବର୍ଣ୍ଣ ବସ୍ତ୍ରରେ ଆଚ୍ଛାଦନ କରନ୍ତି।
ସେଗୁଡ଼ିକ “ନିପୁଣ ଶିଳ୍ପୀମାନଙ୍କର” କୃତ କର୍ମ।
10 ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି।
ସେ ଜୀବନ୍ତ ପରମେଶ୍ୱର
ଓ ଅନନ୍ତକାଳସ୍ଥାୟୀ ରାଜା।
ଯେତେବେଳେ ସେ କୋପ କରନ୍ତି ପୃଥିବୀ କମ୍ପିତ ହୁଏ।
ବିଦେଶୀ ରାଷ୍ଟ୍ର ତାଙ୍କ କ୍ରୋଧ ସହ୍ୟ କରି ପାରିବେ ନାହିଁ।
11 ସଦାପ୍ରଭୁ ପୁଣି କହନ୍ତି, “ତୁମ୍ଭେମାନେ ସେମାନଙ୍କୁ କୁହ,
‘ସେହି ଦେବତାଗଣ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ନାହାନ୍ତି।
ତେଣୁ ସେମାନେ ପୃଥିବୀ ଓ ଆକାଶମଣ୍ଡଳରୁ ଧ୍ୱଂସ ଓ ଲୁପ୍ତ ହେବେ।”’
12 ପରମେଶ୍ୱର ସ୍ୱପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି।
ସେ ନିଜର ଜ୍ଞାନଦ୍ୱାରା ଜଗତ ସ୍ଥାପନ କରିଅଛନ୍ତି
ଓ ନିଜ ବୁଦ୍ଧି ବଳରେ ପୃଥିବୀ ଉପରେ ଆକାଶମଣ୍ଡଳକୁ ବିସ୍ତାର କରିଅଛନ୍ତି।
13 ପରମେଶ୍ୱର ଭୟଙ୍କର ବଜ୍ରର କାରଣ
ଓ ସେ ଆକାଶର ଜଳରାଶିର ସୃଷ୍ଟିକର୍ତ୍ତା।
ସେ ପୃଥିବୀର ଶେଷପୃଷ୍ଠରୁ ବାଦଲ ଉଠାନ୍ତି
ଏବଂ ବର୍ଷା ଓ ବିଜୁଳି କରାନ୍ତି।
ସେ ନିଜ ଭଣ୍ଡାର ଘରୁ ବାୟୁ ପ୍ରବାହିତ କରନ୍ତି।
14 ସମସ୍ତ ମୂର୍ତ୍ତିପୂଜକ ନିର୍ବୋଧ ଓ ଅଜ୍ଞାନୀ ବୋଲି ଜଣା ପଡ଼ିବେ।
ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ମୂର୍ତ୍ତିଗୁଡ଼ିକ ପାଇଁ ଲଜ୍ଜିତ।
କାରଣ ତାଙ୍କର ମୂର୍ତ୍ତିଗୁଡ଼ିକ ମିଥ୍ୟା
ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।
15 ସେହି ମୂର୍ତ୍ତିଗୁଡ଼ିକ ଅସାର ଓ ପରିହାସଯୋଗୀ।
ଯେତେବେଳେ ସେମାନଙ୍କର ବିନାଶ ସମୟ ଆସିବ,
ସେମାନେ ଧ୍ୱଂସ ହେବେ।
16 ମାତ୍ର ଯାକୁବଙ୍କର ପରମେଶ୍ୱର ସେମାନଙ୍କ ପରି ନୁହନ୍ତି।
କାରଣ ସେ ସମସ୍ତ ବସ୍ତୁର ନିର୍ମାଣକର୍ତ୍ତା
ଓ ଇସ୍ରାଏଲର ଲୋକମାନେ ତାଙ୍କର ନିଜର ବୋଲି ଦାବୀ କରନ୍ତି।
ପରମେଶ୍ୱରଙ୍କ ନାମ “ସୈନ୍ୟାଧିପତି ସଦାପ୍ରଭୁ।”
ବିନାଶକାଳ ଆସୁଛି
17 ହେ ଅବରୁଦ୍ଧ ଯିହୁଦା ନିବାସୀ,
ତୁମ୍ଭେମାନେ ନିଜ ନିଜ ଜିନିଷ ସଂଗ୍ରହ କରି
ଦେଶତ୍ୟାଗ କରିବାକୁ ପ୍ରସ୍ତୁତ ହୁଅ।
18 ସଦାପ୍ରଭୁ ଏହିକଥା କହନ୍ତି,
“ଆମ୍ଭେ ଏହି ସମୟରେ ଦେଶବାସୀଙ୍କୁ ଦେଶରୁ ଫିଙ୍ଗି ଦେବା।
ସେମାନଙ୍କୁ ଏପରି ଦୁଃଖ ଓ କ୍ଳେଶ ଦେବା ଯେ
ସେମାନେ ଉପଯୁକ୍ତ ଶିକ୍ଷା ଲାଭ କରି ପାରିବେ।”
19 ହାୟ, ମୁଁ ଯିରିମିୟ ଅତ୍ୟନ୍ତ କ୍ଷତ
ଓ ବେଦନାଗ୍ରସ୍ତ ତଥାପି ମୁଁ କହିଲି,
“ଏହା ମୋହର ବେଦନା
ଓ ମୋତେ ଏହା ସହିବାକୁ ହେବ।”
20 ମୋର ତମ୍ବୁ ଧ୍ୱଂସ ପାଇଯାଇଛି।
ମୋର ତମ୍ବୁର ସମସ୍ତ ରଜ୍ଜୁ ଛିଣ୍ଡି ଯାଇଅଛି।
ମୋର ପିଲାମାନେ ମୋ’ ପାଖରୁ ଗ୍ଭଲି ଯାଇଅଛନ୍ତି।
ମୋ’ ପାଖରେ ଆଉ କେହି ନାହାନ୍ତି।
ମୋର ତମ୍ବୁକୁ ପ୍ରସାରିବାକୁ
ଓ ମୋର ତମ୍ବୁର ବାଡ଼ ଲଗାଇବାକୁ କେହି ନାହାନ୍ତି।
21 କାରଣ ପାଳକଗଣ ପଶୁବତ୍ ନିର୍ବୋଧ ହୋଇଅଛନ୍ତି,
ସେମାନେ, ସଦାପ୍ରଭୁ କ’ଣ ଗ୍ଭହୁଁଛନ୍ତି, ତାହା ଜାଣିବା ପାଇଁ ଚେଷ୍ଟା କରନ୍ତି ନାହିଁ।
ସେଥିପାଇଁ ସେମାନେ ଉନ୍ନତି କରୁ ନାହାନ୍ତି
ଏବଂ ସେମାନଙ୍କର ପିଲାସବୁ ଛିନ୍ନଭିନ୍ନ ହୋଇଅଛନ୍ତି।
22 ଏକ ମହାରବ ଶୁଣ।
ସେହି ରବ ଉତ୍ତର ଦିଗରୁ ଆସୁଅଛି।
ତହା ଯିହୁଦାର ନଗରସବୁ ଧ୍ୱଂସ କରିବ
ଓ ତାହା ଏକ ପ୍ରାନ୍ତରରେ ପରିଣତ ହେବ।
ଆଉ ସେଗୁଡ଼ିକ ଶୃଗାଳର ବାସସ୍ଥାନ ହେବ।
23 ହେ ସଦାପ୍ରଭୁ, ମୁଁ ଜାଣେ, ମନୁଷ୍ୟ ତା’ର ନିଜର ଭାଗ୍ୟକୁ ନିୟନ୍ତ୍ରଣ କରି ପାରିବ ନାହିଁ।
ସେ କହିପାରେ ନାହିଁ, ତା’ ପାଇଁ କ’ଣ ଘଟିବ।
ସେ ପ୍ରକୃତ ନ୍ୟାୟ ଓ ଧର୍ମରେ ବଞ୍ଚିବା ଜାଣୁ ନାହିଁ।
24 ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ଦମନ କର।
ମାତ୍ର ସୁବିବେଚନାରେ ତାହା କର।
କ୍ରୋଧରେ ତାହା କର ନାହିଁ,
ଯଦି ତୁମ୍ଭେ ଏପରି କର ତେବେ ଆମ୍ଭେ ଧ୍ୱଂସ ହୋଇଯିବୁ।
25 ଯଦି ତୁମ୍ଭେ ଆପଣା କୋପ ଢାଳୁଅଛ,
ତେବେ ଅନ୍ୟ ଦେଶୀୟମାନଙ୍କ ଉପରେ ଢାଳିଦିଅ।
କାରଣ ସେମାନେ ତୁମ୍ଭକୁ ଜାଣନ୍ତି ନାହିଁ କି ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ।
ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି
ଓ ସେମାନେ ଇସ୍ରାଏଲ ବଂଶକୁ ବିନାଶ କରିଅଛନ୍ତି
ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଛନ୍ତି।
ନିୟମ ଲଙ୍ଘନ
11 ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା। ତାହା ହେଉଛି ଏହି, 2 “ହେ ଯିରିମିୟ, ତୁମ୍ଭେ ଏହି ନିୟମର ବାକ୍ୟ ଶୁଣ। ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ଏହା ଜଣାଅ। 3 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଯେଉଁ ବ୍ୟକ୍ତି ଏହି ନିୟମ ପାଳନ ନ କରିବ ତାହା ପ୍ରତି ମନ୍ଦ ଘଟିବ। 4 ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିଶରରୁ ଯେତେବେଳେ ଆଣିଲୁ ତାହା ଏକ ଲୌହ ଅଗ୍ନିକୁଣ୍ଡ ସଦୃଶ ନାନା ଦୁଃଖ ଦୁର୍ବିପାକରେ ପୂର୍ଣ୍ଣ ଥିଲା।’ ସେତିକି ବେଳେ ସେମାନଙ୍କୁ ବାହାର କରି ଆଣି ଏହି ଆଦେଶ ଦେଇଥିଲୁ, ‘ତୁମ୍ଭେମାନେ ଆମ୍ଭର ଆଜ୍ଞା ପାଳନ କର। ତାହାହେଲେ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭର ପରମେଶ୍ୱର ହେବା।’
5 “ଆମ୍ଭେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ଶପଥ କରି କହିଥିଲୁ, ଆମ୍ଭେ ତୁମ୍ଭମାନଙ୍କୁ ଏକ ଦୁଗ୍ଧମଧୁର ଉର୍ବର ଦେଶ ଦେବା ଓ ତାହା ତୁମ୍ଭେମାନେ ଆଜି ସୁଦ୍ଧା ଉପଭୋଗ କରୁଛ। ଯେକେହି ଏହି ନିୟମ ପାଳନ ନ କରିବ ସେ ଶାପଗ୍ରସ୍ତ ହେବ।”
ମୁଁ ଯିରିମିୟ ଉତ୍ତରରେ କହିଲି, “ହେ ସଦାପ୍ରଭୁ ଆମେନ୍।”
6 ତା’ପରେ ସଦାପ୍ରଭୁ କହିଲେ, “ତୁମ୍ଭେ ଯିହୁଦାର ସବୁ ନଗରରେ ଓ ଯିରୁଶାଲମର ସବୁ ପଥରେ ଏହିସବୁ ପ୍ରଗ୍ଭର କର, ‘ତୁମ୍ଭେମାନେ ଏହି ନିୟମର ବିଧିସବୁ ଶୁଣ ଓ ସେଗୁଡ଼ିକ ପାଳନ କର। 7 ମୁଁ ଯେଉଁ ଦିନଠାରୁ ତୁମ୍ଭ ପୂର୍ବପୁରୁଷମାନଙ୍କୁ ମିଶରରୁ ଆଣିଲି, ସେବେଠାରୁ ମୁଁ ବାରମ୍ବାର ସେମାନଙ୍କୁ ସାବଧାନ କରାଇଥିଲି ଏବଂ ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଛି ଶୁଣ। 8 ମାତ୍ର ସେମାନେ ଆମ୍ଭର ବାକ୍ୟ ପ୍ରତି ଅବଧାନ କିଅବା କର୍ଣ୍ଣପାତ କଲେ ନାହିଁ। ପ୍ରତ୍ୟେକ ନିଜ ନିଜ ଦୁଷ୍ଟ ଅନ୍ତଃକରଣରେ ଅବାଧ୍ୟ ହୋଇ ମନ୍ଦ ଆଚରଣ କଲେ। ଚୁକ୍ତି ଅନୁସାରେ ଆଜ୍ଞା ପାଳନ ନ କଲେ ଯାହା ମନ୍ଦ ଘଟିବା କଥା ସେମାନଙ୍କ ଉପରେ ତାହା ବର୍ତ୍ତାଇଲୁ। ତଥାପି ସେମାନେ ପାଳନ କଲେ ନାହିଁ।’”
9 ସଦାପ୍ରଭୁ ମୋତେ କହିଲେ, “ହେ ଯିରିମିୟ, ଯିହୁଦାର ଲୋକମାନେ ଓ ଯିରୁଶାଲମ ଅଧିବାସୀଗଣ ଗୁପ୍ତ ମନ୍ତ୍ରଣା କରୁଥିବାର ଆମ୍ଭେ ଜାଣୁଅଛୁ। 10 ସେମାନଙ୍କର ପୂର୍ବପୁରୁଷମାନଙ୍କ ପରି ସେମାନେ ଅଧର୍ମ ଆଚରଣ କରିଛନ୍ତି। ସେମାନଙ୍କର ପୂର୍ବପୁରୁଷଗଣ ଆମ୍ଭର ବାକ୍ୟ ଅଗ୍ରାହ୍ୟ କଲେ ଓ ଅନ୍ୟ ଦେବଗଣଙ୍କୁ ସେବା କଲେ। ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସେମାନଙ୍କର ପୂର୍ବପୁରୁଷମାନଙ୍କ ସହିତ ଆମ୍ଭର କୃତ ନିୟମ ଲଙ୍ଘନ କରିଅଛନ୍ତି।”
11 ଏଣୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ ଆମ୍ଭେ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା। ସେମାନେ ସେଥିରୁ ରକ୍ଷା ପାଇପାରିବେ ନାହିଁ। ସେମାନେ ସାହାଯ୍ୟ ପାଇଁ ଆର୍ତ୍ତ ଚିତ୍କାର କଲେ ମଧ୍ୟ ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ। 12 ଯିହୁଦାର ଲୋକମାନେ ଓ ଯିରୁଶାଲମର ନିବାସୀମାନେ ସେମାନଙ୍କ ପାଖରେ ପ୍ରାର୍ଥନା କରିବେ, ଯେଉଁମାନଙ୍କ ପାଇଁ ସେମାନେ ସୁଗନ୍ଧ ଧୂପ ଜାଳିଛନ୍ତି। ମାତ୍ର ସେହି ବିପଦ ସମୟରେ ସେମାନଙ୍କର ସେହି ମୂର୍ତ୍ତିମାନେ ସେମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ।
13 “ହେ ଯିହୁଦାର ଲୋକମାନେ, ତୁମ୍ଭମାନଙ୍କର ମୂର୍ତ୍ତିମାନଙ୍କର ସଂଖ୍ୟା ସେଠାରେ ଅଧିବାସୀମାନଙ୍କ ସହିତ ସମାନ। ଯିରୁଶାଲମର ରାଜପଥଗୁଡ଼ିକର ସଂଖ୍ୟା ପରି, ତୁମ୍ଭେମାନେ ବହୁତ ବେଦି ନିର୍ମାଣ କଲ, ବାଲ୍ ନିମନ୍ତେ ସୁଗନ୍ଧି ଧୂପ ଜଳାଇବା ପାଇଁ।
14 “ତେଣୁ ହେ ଯିରିମିୟ, ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ। କାରଣ ସେମାନେ ଦୁଃଖ ଭୋଗିଲାବେଳେ ଆର୍ତ୍ତସ୍ୱରରେ ସାହାଯ୍ୟ ଭିକ୍ଷା କରିବେ। ମାତ୍ର ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।
15 “ଆମ୍ଭ ଗୃହରେ ଆମ୍ଭ ପ୍ରିୟ ଯିହୁଦାର କି କାର୍ଯ୍ୟ?
କାରଣ ସେ ଅନ୍ୟମାନଙ୍କ ସହିତ ନାନା ବ୍ୟଭିଗ୍ଭର କରିଅଛି।
ହେ ଯିହୁଦା, ତୁମ୍ଭେ କ’ଣ ଭାବିଛ ତୁମ୍ଭର ସ୍ୱତନ୍ତ୍ର ଶପଥ ଓ ପ୍ରାଣୀବଳି, ତୁମ୍ଭକୁ ଧ୍ୱଂସରୁ ରକ୍ଷା କରିବ?
ତୁମ୍ଭେ କ’ଣ ଚିନ୍ତା କରିଛ ହୋମବଳି ଦ୍ୱାରା ତୁମ୍ଭ ମନ୍ଦକର୍ମର ଶାସ୍ତିରୁ ଉଦ୍ଧାର ପାଇବ?”
16 ସଦାପ୍ରଭୁ ତୁମ୍ଭକୁ ଥରେ ସମ୍ବୋଧନ କରିଥିଲେ,
“ସୁନ୍ଦର ଫଳରେ ପୂର୍ଣ୍ଣ ହରିତପୂର୍ଣ୍ଣ ଜୀତବୃକ୍ଷ” ବୋଲି।
ମାତ୍ର ତାହା ଲୋକାରଣ୍ୟର ମହାଶବ୍ଦ ପରି ସେ ତହିଁ ଉପରେ ଅଗ୍ନି ଜଳାଇବେ
ଓ ତାହାର ଶାଖାସବୁ ଜଳି ଯିବ।
17 ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭକୁ ରୋପଣ କରିଥିଲେ। ସେ କହିଥିଲେ ତୁମ୍ଭ ଉପରେ ମହାବିପଦ ଆସିବ। କାରଣ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ବହୁ ଦୁଷ୍ଟତା ଆଚରଣ କରିଅଛନ୍ତି। ସେମାନେ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜଲାଇ ଆମ୍ଭକୁ ବିରକ୍ତ କରିବା ସକାଶେ ନିଜେ ନିଜେ ତାହା ସବୁ କରିଛନ୍ତି।”
ଯିରିମିୟଙ୍କ ବିରୁଦ୍ଧରେ ମନ୍ଦ ଯୋଜନା
18 ସଦାପ୍ରଭୁ ମୋତେ ଜଣାଇଲେ ଯେ ଅନାଥୋତର ଲୋକମାନେ ମୋ’ ବିରୁଦ୍ଧରେ ଷଡ଼ଯନ୍ତ୍ର କରୁଛନ୍ତି। ସେ ସେମାନଙ୍କର କ୍ରିୟା ମୋତେ ସେ ସମୟରେ ଦେଖାଇଲେ। 19 ସଦାପ୍ରଭୁ, ସେମାନେ ମୋ’ ବିପକ୍ଷରେ ଅଛନ୍ତି ବୋଲି ଦେଖାଇବା ପୂର୍ବରୁ ମୁଁ ଏକ ନିରୀହ ମେଷଶାବକ ପରି ହତ୍ୟା ପାଇଁ ରହିଥିଲି। ସେମାନେ ମୋ’ ବିରୁଦ୍ଧରେ ଅଛନ୍ତି ବୋଲି ମୁଁ ଜାଣି ନ ଥିଲି। ସେମାନେ ମୋ’ ବିରୁଦ୍ଧରେ କୁମନ୍ତ୍ରଣା କରି କହିଲେ, “ଆସ ଫଳ ସହିତ ବୃକ୍ଷକୁ କାଟି ନଷ୍ଟ କରିବା। ଲୋକେ ଯେପରି ତାଙ୍କୁ ଆଉ ସ୍ମରଣ ନ କରିବେ ସେଥିପାଇଁ ତାଙ୍କୁ କାଟି ପକାଇବା।” 20 କିନ୍ତୁ ହେ ସଦାପ୍ରଭୁ, “ତୁମ୍ଭେ ଜଣେ ପ୍ରକୃତ ବିଗ୍ଭରକ। ତୁମ୍ଭେ ଲୋକମାନଙ୍କର ମନ ଓ ବୁଦ୍ଧି ପରୀକ୍ଷା କରୁଥାଅ। ସେମାନଙ୍କ ପ୍ରତି ତୁମ୍ଭର ପ୍ରତିଶୋଧ ମୋତେ ଦେଖାଅ। କାରଣ ମୋର ଘଟଣାରୁ ମୁଁ ତୁମ୍ଭଙ୍କୁ ପୁରା ବିଶ୍ୱାସ କରିବି।”
21 ଅନାଥୋତର ଲୋକମାନେ ଯିରିମିୟଙ୍କୁ ହତ୍ୟା କରିବାକୁ ଯୋଜନା କରୁଥିଲେ। ସେହି ଲୋକମାନେ ଯିରିମିୟଙ୍କୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କର ନାହିଁ, କଲେ ଆମ୍ଭେମାନେ ତୁମ୍ଭକୁ ହତ୍ୟା କରିବୁ।” ତେଣୁ ସଦାପ୍ରଭୁ ସେମାନଙ୍କ ବିଷୟରେ ଏକ ସିଦ୍ଧାନ୍ତ ନେଲେ। 22 ତେଣୁ ସୈନ୍ୟାଧିପତି ସଦାପ୍ରଭୁ କହିଲେ, “ଖୁବ୍ ଶୀଘ୍ର ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା। ସେମାନଙ୍କର ଯୁବାଗଣ ଖଡ଼୍ଗରେ ନିହିତ ହେବେ ଓ ସେମାନଙ୍କର ପୁତ୍ରକନ୍ୟାଗଣ ଦୁର୍ଭିକ୍ଷରେ ମରିବେ। 23 ଅନାଥୋତ୍ରେ ଅବଶିଷ୍ଟ କେହି ରହିବେ ନାହିଁ। ଆମ୍ଭେ ସେମାନଙ୍କ ପ୍ରତି ଶାସ୍ତି ବିଧାନ କରିବା ଓ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା।”
କ୍ରୀତଦାସମାନଙ୍କ ପାଇଁ ସ୍ୱତନ୍ତ୍ର ଶିକ୍ଷାଦାନ
6 କ୍ରୀତଦାସମାନେ ନିଜ ମାଲିକକୁ ପୂର୍ଣ୍ଣ ସମ୍ମାନ ଦେବା ଉଚିତ୍। ସେମାନେ ସେହିପରି କଲେ ପରମେଶ୍ୱରଙ୍କ ନାମ ଏବଂ ଖ୍ରୀଷ୍ଟିୟାନ ଉପଦେଶଗୁଡ଼ିକ ସମାଲୋଚିତ ହେବ ନାହିଁ। 2 କେତେକ କ୍ରୀତଦାସମାନଙ୍କ ମାଲିକମାନେ ବିଶ୍ୱାସୀ ଅଟନ୍ତି। ଅତଏବ ସେହି ଦାସମାନେ ସେହି ମାଲିକମାନଙ୍କୁ ଭାଇ ବୋଲି ଭାବି ସେମାନଙ୍କୁ କମ୍ ସମ୍ମାନ ଦେଖାଇବା ଉଚିତ୍ ନୁହେଁ। ଏପରିକି ସେହି ଦାସମାନେ ନିଜ ମାଲିକମାନଙ୍କର ଅଧିକ ଭଲରେସେବା କରିବା ଉଚିତ୍। କାରଣ ସେହିପରି କରିବା ଦ୍ୱାରା ସେମାନେ ଭଲ ପାଉଥିବା ବିଶ୍ୱାସୀ ଲୋକମାନଙ୍କୁ ସାହାଯ୍ୟ କରୁଛନ୍ତି।
ଭଣ୍ଡ ଶିକ୍ଷା ଓ ପ୍ରକୃତ ଧନ
3 ତୁମ୍ଭେ ଲୋକମାନଙ୍କୁ ଏହି ବିଷୟ ଗୁଡ଼ିକ କରିବା ପାଇଁ ଶିକ୍ଷା ଦେବା ଓ କହିବା ଉଚିତ୍। କେତେ ଲୋକ ଭଣ୍ଡ ଶିକ୍ଷା ଦେବେ। ସେମାନେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ସତ୍ୟ ଶିକ୍ଷା ସହିତ ଏକମତ ହୁଅନ୍ତି ନାହିଁ। ପରମେଶ୍ୱରଙ୍କ ସେବା କରିବାର ସତ୍ମାର୍ଗ ସହିତ ମିଳି ଯାଉଥିବା ଶିକ୍ଷା ସେମାନେ ଗ୍ରହଣ କରନ୍ତି ନାହିଁ; 4 ଯେଉଁ ଲୋକ ଭଣ୍ଡ ଶିକ୍ଷା ଦିଏ, ସେ ଗର୍ବୀ ଓ କିଛି ବୁଝି ନ ଥାଏ। ସେହି ଲୋକ ଶବ୍ଦର ଅର୍ଥକୁ ନେଇ ଯୁକ୍ତିତର୍କ କରିବା ପାଇଁ ଅତ୍ୟଧିକ ଆଗ୍ରହୀ ହୋଇଥାଏ ଓ ସେ ବାଗ୍ଯୁଦ୍ଧ କରେ। ଏଗୁଡ଼ିକ ଦ୍ୱାରା କଳି, ଈର୍ଷା, ଅପମାନ ଓ ସନ୍ଦେହ ଆସିଥାଏ। 5 ତାହା ମନ୍ଦ ମନ ଥିବା ଲୋକମାନଙ୍କ ମାଧ୍ୟମରେ ସୀମାହୀନ ଯୁକ୍ତିତର୍କ ଆରମ୍ଭ କରେ। କୁତର୍କକୁ ମଧ୍ୟ ତାହା ଆମନ୍ତ୍ରିତ କରେ। ସେହି ଲୋକମାନେ ସତ୍ୟକୁ ହରାଇ ବସିଛନ୍ତି। ସେମାନେ ଭାବନ୍ତି ଯେ ପରମେଶ୍ୱରଙ୍କ ସେବା କରିବା ହେଉଛି ଧନୀ ହେବାର ଏକ ଉପାୟ।
6 ଯଦି ଜଣେ ଲୋକ ତା’ ପାଖରେ ଯାହା ଅଛି, ସେତିକିରେ ସନ୍ତୁଷ୍ଟ ରହେ, ତା’ହେଲେ ପ୍ରକୃତରେ ପରମେଶ୍ୱରଙ୍କ ସେବା ଦ୍ୱାରା ସେହି ଲୋକ ବହୁତ ଧନୀ ହୋଇଯାଏ। 7 ପୃଥିବୀକୁ ଆସିଲା ବେଳେ ଆମ୍ଭେ କିଛି ଆଣି ନ ଥିଲୁ ଓ ଯେତେବେଳେ ଆମ୍ଭେ ମରିଯିବା ଏଠାରୁ କିଛି ନେଇ ଯାଇ ପାରିବା ନାହିଁ। 8 ଅତଏବ ଯଦି ଆମ୍ଭର ଖାଇବା ଓ ପିନ୍ଧିବା ଜିନିଷ ଅଛି, ଆମ୍ଭେ ସେଥିରେ ସନ୍ତୁଷ୍ଟ ରହିବା। 9 ଯେଉଁମାନେ ଧନୀ ହେବାକୁ ଗ୍ଭହୁଁଛନ୍ତି, ସେମାନେ ପ୍ରଲୋଭନ ଫାନ୍ଦରେ ପଡ଼ି ଯାଆନ୍ତି। ଅନେକ ମୂର୍ଖତାପୂର୍ଣ୍ଣ ଓ ଦୁଃଖ ଦେଉଥିବା ବିଷୟ ଗୁଡ଼ିକ ପାଇଁ ସେମାନେ ଇଚ୍ଛା ପୋଷଣ କରନ୍ତି। ସେଗୁଡ଼ିକ ଲୋକମାନଙ୍କୁ ନଷ୍ଟ କରି ତଳିତଳାନ୍ତ କରିଦିଏ। 10 ଧନର ଲୋଭ ସମସ୍ତ ପ୍ରକାର ମନ୍ଦର କାରଣ। ଅଧିକରୁ ଅଧିକ ଧନ ପାଇବା ଲୋଭରେ କେତେ ଲୋକ ସତ୍ୟ ବିଶ୍ୱାସକୁ ଛାଡ଼ି ଦେଇଛନ୍ତି। କିନ୍ତୁ ସେହିପରି କରିବା ଦ୍ୱାରା ସେମାନେ ନିଜ ଉପରକୁ ଅନେକ ଦୁଃଖ ଟାଣି ଆଣିଛନ୍ତି।
କେତୋଟି ମନେ ରଖିବା କଥା
11 କିନ୍ତୁ ତୁମ୍ଭେ ଜଣେ ପରମେଶ୍ୱରଙ୍କର ଲୋକ। ଅତଏବ ତୁମ୍ଭେ ସେହିସବୁ ବିଷୟଠାରୁ ଦୂରରେ ରହିବା କଥା। ଧାର୍ମିକ ଭାବରେ ରହିବା ପାଇଁ ଚେଷ୍ଟା କର, ପରମେଶ୍ୱରଙ୍କ ଉପାସନା କର। ତୁମ୍ଭ ଜୀବନରେ ବିଶ୍ୱାସ, ପ୍ରେମ, ଧୈର୍ଯ୍ୟ, ଭଦ୍ର ଆଚରଣ କରିବା ପାଇଁ ଚେଷ୍ଟା କର। 12 ବିଶ୍ୱାସକୁ ଧରି ରଖିବା ଗୋଟିଏ ଦୌଡ଼ ପ୍ରତିଯୋଗିତା ଭଳି। କୌଣସିମତେ ସେହି ପ୍ରତିଯୋଗିତା ଜିତିବାକୁ ଚେଷ୍ଟା କର। ଅନନ୍ତ ଜୀବନ ଧାରଣ କର। ତୁମ୍ଭକୁ ସେଥିପାଇଁ ଡକା ଯାଇଛି। ଅନେକ ଲୋକଙ୍କ ଆଗରେ ତୁମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ମହାନ୍ ସତ୍ୟକୁ ସ୍ୱୀକାର କରିଛ। 13 ପରମେଶ୍ୱର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗରେ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ପନ୍ତିୟ ପୀଲାତଙ୍କ ଆଗରେ ଠିଆ ହୋଇଥିବା ବେଳେ ଖ୍ରୀଷ୍ଟ ଯୀଶୁ ସେହି ଏକା ମହାନ୍ ସତ୍ୟଟିକୁ ସ୍ୱୀକାର କରିଥିଲେ। ଏକମାତ୍ର ପରମେଶ୍ୱର ପ୍ରତ୍ୟେକ ବିଷୟକୁ ଜୀବନ ପ୍ରଦାନ କରନ୍ତି। 14 ଏବେ ମୁଁ ତୁମ୍ଭକୁ କହୁଛି: ତୁମ୍ଭକୁ ଦିଆ ଯାଇଥିବା ଆଦେଶଗୁଡ଼ିକ ପାଳନ କର। ଯୀଶୁ ଖ୍ରୀଷ୍ଟଙ୍କର ପୁନରାଗମନ ପର୍ଯ୍ୟନ୍ତ ସେହି କାମଗୁଡ଼ିକ ନିର୍ଭୁଲ ଭାବରେ ଓ ଅନିନ୍ଦନୀୟ ଭାବରେ କର। 15 ପରମେଶ୍ୱର ଉପଯୁକ୍ତ ସମୟ ଆସିଲେ, ତାହା ସାଧନ କରିବେ। ପରମେଶ୍ୱର ଏକମାତ୍ର ପରମଧନ୍ୟ ସମ୍ରାଟ୍। ସେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ। 16 ପରମେଶ୍ୱର ଅମର ଅଟନ୍ତି। ପରମେଶ୍ୱର ଏତେ ଉଜ୍ଜ୍ୱଳ ପ୍ରକାଶ ମଧ୍ୟରେ ବାସ କରନ୍ତି ଯେ ଲୋକେ ତାହା ପାଖକୁ ଯାଇ ପାରନ୍ତି ନାହିଁ। କେହି କେବେ ହେଲେ ପରମେଶ୍ୱରଙ୍କୁ ଦେଖି ନାହିଁ। କେହି କେବେ ହେଲେ ପରମେଶ୍ୱରଙ୍କୁ ଦେଖି ନାହିଁ। କେହି କେବେ ପରମେଶ୍ୱରଙ୍କୁ ମଧ୍ୟ ଦେଖି ପାରିବେ ନାହିଁ। ପରମେଶ୍ୱରଙ୍କ ଗୌରବ ଓ ଶକ୍ତି ଅନନ୍ତକାଳ ପର୍ଯ୍ୟନ୍ତ ପ୍ରକାଶ ପାଉ। ଆମେନ୍।
17 ଏହି ଆଦେଶ ସେହିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀରେ ଧନୀ ଅଟନ୍ତି। ସେମାନଙ୍କୁ ଗର୍ବ ନ କରିବା ପାଇଁ କୁହ। ସେମାନଙ୍କୁ କୁହ ଯେ ସେମାନେ ନିଜ ଧନର ନୁହେଁ, ମାତ୍ର ପରମେଶ୍ୱରଙ୍କର ଆଶ୍ରୟ ନେବା ଉଚିତ୍। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ୱର ପ୍ରତ୍ୟେକ ବସ୍ତୁ ଯଥେଷ୍ଟ ପରିମାଣରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରତ୍ୟେକ ଜିନିଷ ଦିଅନ୍ତି। 18 ଧନୀ ଲୋକମାନଙ୍କୁ କୁହ ଯେ ସେମାନେ ଭଲ କାମ କରନ୍ତୁ। ସେମାନଙ୍କୁ କୁହ ଯେ, ଭଲ କାମ କରିବାରେ ସେମାନେ ଧନୀ ହୁଅନ୍ତୁ। 19 ସେହିପରି କରି ସେମାନେ ସ୍ୱର୍ଗରେ ନିଜ ପାଇଁ ସମ୍ପତ୍ତି ଜମା ରଖିବେ। ସେହି ସମ୍ପତ୍ତି ହେଉଛି ଦୃଢ଼ ମୂଳଦୁଆ ଯାହା ଉପରେ ସେମାନଙ୍କର ଭବିଷ୍ୟତ୍ ଜୀବନ ଠିଆ ହୋଇପାରିବ। ତା’ହେଲେ ସେମାନେ ପ୍ରକୃତ ଜୀବନର ଅଧିକାରୀ ହୋଇ ପାରିବେ।
20 ତୀମଥି, ପରମେଶ୍ୱର ତୁମ୍ଭ ଉପରେ ଅନେକ ବିଷୟର ଭାର ଦେଇଛନ୍ତି। ସେଗୁଡ଼ିକୁ ସୁରକ୍ଷିତ ରଖିଥାଅ। ପରମେଶ୍ୱରଙ୍କ ନିକଟକୁ ଆସି ନ ଥିବା ଅସାର କଥା କହୁଥିବା ଲୋକମାନଙ୍କଠାରୁ ଦୂରରେ ରୁହ। ସତ୍ୟ ବିରୁଦ୍ଧରେ ଯୁକ୍ତିତର୍କ କରୁଥିବା ଲୋକମାନଙ୍କଠାରୁ ଦୂରରେ ରୁହ। ଏହାକୁ ସେମାନେ ମିଛରେ “ଜ୍ଞାନ” ବୋଲି କହିଥା’ନ୍ତି। କିନ୍ତୁ ଏହା ପ୍ରକୃତ ଜ୍ଞାନ ନୁହେଁ। 21 କେତେ ଲୋକ କୁହନ୍ତି ଯେ ସେମାନଙ୍କର ସେହି “ଜ୍ଞାନ” ଅଛି। ସେମାନେ ସତ୍ୟ ବିଶ୍ୱାସକୁ ତ୍ୟାଗ କରି ସାରିଛନ୍ତି।
ପରମେଶ୍ୱରଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହୁ।
2010 by World Bible Translation Center