Print Page Options
Previous Prev Day Next DayNext

Old/New Testament

Each day includes a passage from both the Old Testament and New Testament.
Duration: 365 days
Oriya Bible: Easy-to-Read Version (ERV-OR)
Version
ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 30-31

ଆଶାର ଶପଥ

30 ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହେ ଯିରିମିୟ, ଆମ୍ଭେ ତୁମ୍ଭକୁ ଯେଉଁସବୁ କଥା କହିଅଛୁ, ତାହା ତୁମ୍ଭେ ଗୋଟିଏ ପୁସ୍ତକରେ ଲେଖି ରଖ।” କାରଣ ସଦାପ୍ରଭୁ କହନ୍ତି, “ସମୟ ଆସିବ ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ୱ ଅବସ୍ଥା ପରିବର୍ତ୍ତନ କରିବା।” ପୁଣି ସଦାପ୍ରଭୁ କହନ୍ତି, “ଏପରି ସମୟ ଆସିବ ଯେଉଁ ସମୟରେ ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।”

ଇସ୍ରାଏଲ ଓ ଯିହୁଦା ବିଷୟରେ ସଦାପ୍ରଭୁ କହିଲେ। ସଦାପ୍ରଭୁ ଏହା କହିଲେ,

“ଆମ୍ଭେ ଲୋକମାନଙ୍କର କମ୍ପିବାର
    ଓ ଭୟର ଶବ୍ଦ ଶୁଣିଅଛୁ, ମାତ୍ର ଶାନ୍ତିର ଶବ୍ଦ ଶୁଣି ନାହୁଁ।

“ପ୍ରତ୍ୟେକ ଲୋକଙ୍କୁ ପଗ୍ଭରି ବୁଝ,
    ସେମାନେ କ’ଣ ପ୍ରସବ ବେଦନା ପାଉଛନ୍ତି?
ତାହା ନ ହେଲେ ପ୍ରତ୍ୟେକ ପୁରୁଷ କାହିଁକି ପ୍ରସବ ବେଦନା ପାଇଲା ପରି
    ଆପଣା କଟିଦେଶରେ ହସ୍ତ ରଖିଛନ୍ତି
ଓ ପ୍ରତ୍ୟେକଙ୍କର ମୁଖ
    ମଳିନ ପଡ଼ିଛି କାହିଁକି?

“ଆହା, ସେଦିନ ଅତି ମହାନ।
    ତାହା ସମାନ ଆଉ ଦିନ ନାହିଁ।
ତାହା ଯାକୁବର ସଙ୍କଟକାଳ,
    ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।

“ସେହି ସମୟରେ” ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ଯିହୁଦା ଓ ଇସ୍ରାଏଲର ଲୋକମାନଙ୍କ ସ୍କନ୍ଦରୁ ଯୁଆଳି ସବୁ ଭାଙ୍ଗି ପକାଇବା ଓ ସେମାନଙ୍କର ବନ୍ଧନସବୁ ଛିଣ୍ଡାଇ ପକାଇବା। ପୁଣି ବିଦେଶୀମାନେ ସେମାନଙ୍କୁ ଦାସ୍ୟକର୍ମ କରାଇବେ ନାହିଁ। ଆଉ ସେମାନେ ବିଦେଶୀମାନଙ୍କର ସେବା କରିବେ ନାହିଁ। ସେମାନେ ସେମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କୁ ସେବା କରିବେ। ଆଉ ସେମାନଙ୍କ ପାଇଁ ପଠାଇଥିବା ରାଜା ଦାଉଦଙ୍କର ସେବା କରିବେ।

10 ଏଣୁ ସଦାପ୍ରଭୁ କହନ୍ତି,
    “ହେ ଯାକୁବ, ତୁମ୍ଭେ ଆମ୍ଭର ଦାସ,
ତୁମ୍ଭେ ଭୟ କର ନାହିଁ।
    ଆଉ ହେ ଇସ୍ରାଏଲ,
ତୁମ୍ଭେ ନିରାଶ ହୁଅ ନାହିଁ।
    କାରଣ ଆମ୍ଭେ ବହୁ ଦୂର ଦେଶରୁ
    ଓ ତୁମ୍ଭକୁ ବନ୍ଦୀତ୍ୱ ଦେଶରୁ ଉଦ୍ଧାର କରିଅଛୁ।
ପୁଣି ଯାକୁବ ଫେରି ଆସି ଶାନ୍ତିରେ
    ଓ ନିରାପଦରେ ରହିବ।
    କେହି ତାହାକୁ ଭୟ ଦେଖାଇବେ ନାହିଁ।”
11 ପୁଣି ସଦାପ୍ରଭୁ କହନ୍ତି,
    “ହେ ଇସ୍ରାଏଲ ଓ ଯିହୁଦାର ଲୋକମାନେ,
ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବାକୁ ତୁମ୍ଭମାନଙ୍କ ସହିତ ରହିଅଛୁ।
    ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛୁ।
    ସେହି ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ସଂହାର କରିବା।
ମାତ୍ର ତୁମ୍ଭମାନଙ୍କୁ ଆମ୍ଭେ ସମ୍ପୂର୍ଣ୍ଣ ରୂପେ ସଂହାର କରିବା ନାହିଁ।
    ତଥାପି ଆମ୍ଭେ ବିବେଚନା ପୂର୍ବକ
ତୁମ୍ଭମାନଙ୍କୁ ଶାସ୍ତି ଦେବା।
    ତୁମ୍ଭମାନଙ୍କୁ ଉତ୍ତମ ରୂପେ ଶୃଙ୍ଖଳିତ ଓ ଅନୁଶାସିତ କରିବା।”

12 ପୁଣି ସଦାପ୍ରଭୁ କହନ୍ତି,
    “ତୁମ୍ଭମାନଙ୍କର କ୍ଷତ ଦୁରାରୋଗ୍ୟ
    ଓ ତୁମ୍ଭମାନଙ୍କର ଘା କେବେ ପୂରଣ ହେବ ନାହିଁ।
13 ତୁମ୍ଭମାନଙ୍କର ଘା’ର ଯତ୍ନ କେହି ନେବେ ନାହିଁ,
    ତେଣୁ ତାହା ସୁସ୍ଥ ହେବ ନାହିଁ।
14 ତୁମ୍ଭେ ବହୁ ଗୋଷ୍ଠୀ ସହିତ ବନ୍ଧୁତା ସ୍ଥାପନ କରିଅଛ।
    ମାତ୍ର ‘ବନ୍ଧୁମାନେ’ ତୁମ୍ଭକୁ ପାଶୋରି ଅଛନ୍ତି।
    ସେମାନେ ତୁମ୍ଭକୁ ମନେ ପକାନ୍ତି ନାହିଁ।
କାରଣ ତୁମ୍ଭର ବହୁ ଅଧର୍ମ
    ଓ ବହୁ ପାପ ଯୋଗୁଁ
ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ
    ଓ ନିର୍ଦ୍ଦୟଲୋକ ତୁଲ୍ୟ ଶାସ୍ତି ଦେଇଅଛୁ।
15 ହେ ଇସ୍ରାଏଲ ଓ ଯିହୁଦା, ତୁମ୍ଭେମାନେ ଆପଣା କ୍ଷତ ଯୋଗୁଁ କାହିଁକି କ୍ରନ୍ଦନ କରୁଅଛ?
    ତୁମ୍ଭମାନଙ୍କର ଏହି କ୍ଷତ ଯନ୍ତ୍ରଣାଦାୟକ ଓ ଦୁରାରୋଗ୍ୟ।
ତୁମ୍ଭମାନଙ୍କର ଅଧର୍ମ ଅନେକ ଓ ପାପ ବହୁତ।
    ତେଣୁ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଏହିସବୁ କରିଅଛୁ।
16 ଏଣୁ ଯେଉଁମାନେ ତୁମ୍ଭମାନଙ୍କୁ ଗ୍ରାସ କରନ୍ତି,
    ସେମାନେ ଗ୍ରାସିତ ହେବେ।
    ତୁମ୍ଭର ବିପକ୍ଷ ସମସ୍ତେ ସେମାନଙ୍କର ପ୍ରତ୍ୟେକର ବନ୍ଦୀତ୍ୱ ସ୍ଥାନକୁ ଯିବେ।
ଆଉ ଯେଉଁମାନେ ତୁମ୍ଭମାନଙ୍କୁ ଲୁଣ୍ଠନ କରନ୍ତି,
    ସେମାନେ ଲୁଣ୍ଠିତ ହେବେ।
ଯେଉଁମାନେ ତୁମ୍ଭମାନଙ୍କର ଦ୍ରବ୍ୟ ଅପହରଣ କରନ୍ତି,
    ଆମ୍ଭେ ସେମାନଙ୍କର ଦ୍ରବ୍ୟ ଅପହରଣ କରାଇବା।”
17 କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା
    ଓ ଆମ୍ଭେ ତୁମ୍ଭର ଘା’ସବୁ ସୁସ୍ଥ କରିବା।
କାରଣ ସେମାନେ ତୁମ୍ଭକୁ ବାସନ୍ଦ ବା ଦୂରୀକୃତା ବୋଲି କହନ୍ତି।
    ‘ଆଉ ସିୟୋନକୁ କେହି ଗ୍ଭହାନ୍ତି ନାହିଁ।’”

18 ସଦାପ୍ରଭୁ କହନ୍ତି,
“ମୁଁ ଯାକୁବର ତମ୍ବୁଗୁଡ଼ିକର
    ବନ୍ଦୀତ୍ୱର ପରିବର୍ତ୍ତନ କରିବି
    ଓ ତାହାର ସମସ୍ତ ବାସସ୍ଥାନ ପ୍ରତି ଦୟା କରିବି।
ସେହି ଧ୍ୱଂସ ସ୍ଥାନରେ ନଗର ନିର୍ମିତ ହେବ
    ଓ ରାଜଗୃହ ଯଥା ସ୍ଥାନରେ ପୁନଃନିର୍ମିତ ହେବ।
19 ସେହି ସ୍ଥାନମାନଙ୍କରୁ ଧନ୍ୟବାଦ
    ଓ ଆନନ୍ଦର ଧ୍ୱନି ବାହାରିବ।
ଆମ୍ଭେ ସେମାନଙ୍କୁ ଅସଂଖ୍ୟ କରିବା।
    ସେମାନେ ଅଳ୍ପ ସଂଖ୍ୟକ ହୋଇ ରହିବେ ନାହିଁ
ଆଉ ଆମ୍ଭେ ସେମାନଙ୍କୁ ଗୌରବାନ୍ୱିତ କରିବା।
    କେହି ସେମାନଙ୍କୁ ଘୃଣା କରିବେ ନାହିଁ।
20 ଯାକୁବର ସନ୍ତାନଗଣ ଇସ୍ରାଏଲର ପୂର୍ବପରି ହେବେ।
    ଆମ୍ଭେ ଇସ୍ରାଏଲ ଓ ଯିହୁଦାକୁ ଶକ୍ତିଶାଳୀ କରାଇବା।
    ଯେଉଁମାନେ ସେମାନଙ୍କ ଉପରେ ଉପଦ୍ରବ କରିବେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା।
21 ପୁଣି ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ।
ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ସୃଷ୍ଟି ହେବେ।
    ଆଉ ଆମ୍ଭେ ତାହାକୁ ଆପଣାର ନିକଟବର୍ତ୍ତୀ କରାଇବା
ଓ ସେ ଆମ୍ଭ ନିକଟକୁ ଆସିବେ।”
    କାରଣ ସଦାପ୍ରଭୁ କହନ୍ତି,
    “ଆମ୍ଭ ନିକଟକୁ ଯେ ଆସିବା ପାଇଁ ସାହସ କରିଅଛନ୍ତି, ସେ କିଏ?
22 ପୁଣି ତୁମ୍ଭେମାନେ ଆମ୍ଭର ଲୋକ ହେବ
    ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।”

23 “ଆଉ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ
    ସର୍ବନାଶକାରୀ ଝଡ଼
ଓ ତୋଫାନ ସଦୃଶ
    ଦୁଷ୍ଟମାନଙ୍କ ମସ୍ତକରେ ଆସି ଲାଗିବ।
24 ପୁଣି ସଦାପ୍ରଭୁଙ୍କର ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ ହେବା ପର୍ଯ୍ୟନ୍ତ
    ତାଙ୍କର ପ୍ରଜ୍ୱଳିତ କ୍ରୋଧ ପ୍ରଶମିତ ହେବ ନାହିଁ।
ତୁମ୍ଭେମାନେ ଅନ୍ତିମ ସମୟରେ
    ତାହା ବୁଝିବ।”

ନୂତନ ଇସ୍ରାଏଲ

31 ଅନନ୍ତର ସଦାପ୍ରଭୁ କହନ୍ତି, “ସେ ସମୟରେ ଆମ୍ଭେ ଇସ୍ରାଏଲର ସମସ୍ତ ଗୋଷ୍ଠୀର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।”

ସଦାପ୍ରଭୁ କହନ୍ତି,
“‌‌ଖ‌ଡ଼୍‌ଗରୁ ରକ୍ଷା ପାଇଥିବା ଲୋକମାନେ ପ୍ରାନ୍ତରରେ ଆଶ୍ରୟ ପାଇବେ,
    ଯେତେବେଳେ ଇସ୍ରାଏଲ ବିଶ୍ରାମ ଗ୍ଭହିଁଲେ।”
ସଦାପ୍ରଭୁ ତାକୁ ବହୁଦୂର ସ୍ଥାନରୁ
    ଦର୍ଶନ ଦେଲେ ଓ କହିଲେ,

“ଆମ୍ଭେ ଚିରସ୍ଥାୟୀ ଭାବରେ ତୁମ୍ଭକୁ ପ୍ରେମ କରି ଆସିଛୁ।
    ଏଣୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିବା।
“ହେ ଇସ୍ରାଏଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା।
    ତୁମ୍ଭେ ପୁନର୍ବାର ଏକ ଦେଶ ହେବ।
ତୁମ୍ଭେ ପୁଣି ଆପଣା ତବଲାରେ ବିଭୂଷିତା ହୋଇ
    ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ୟ କରି ଗମନ କରିବ।
ତୁମ୍ଭେ କୃଷକମାନେ ପୁନର୍ବାର ଶମରିୟାର ପର୍ବତରେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ।
    ତୁମ୍ଭେମାନେ ରୋପଣ କରି
    ତାହାର ଫଳ ଭୋଗ କରିବ।
ଏପରି ଏକ ସମୟ ଆସିବ ଯେତେବେଳେ ପ୍ରହରୀମାନେ
    ଇଫ୍ରୟିମ ପର୍ବତରେ ଘୋଷଣା କରି କହିବେ,
‘ଆସ, ଆମ୍ଭେମାନେ ସିୟୋନକୁ ଯିବା ଓ ଆମ୍ଭର ସଦାପ୍ରଭୁ’ ପରମେଶ୍ୱରଙ୍କୁ ପୂଜା କରିବା।”

କାରଣ ସଦାପ୍ରଭୁ କହନ୍ତି,
“ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର।
    ଅଗ୍ରଗଣ୍ୟ ଦେଶ ନିମନ୍ତେ ଜୟଧ୍ୱନି କର,
ପ୍ରାର୍ଥନା କର ଓ ପ୍ରଶଂସା କର,
    ‘ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କୁ
    ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନଙ୍କୁ ପରିତ୍ରାଣ କର।’
ଆଉ ଦେଖ, ଆମ୍ଭେ ସେମାନଙ୍କୁ
    ଉତ୍ତର ଦେଶରୁ ଆଣିବା।
ପୁଣି ପୃଥିବୀର ପ୍ରାନ୍ତ ଭାଗରୁ ସେମାନଙ୍କୁ
    ଓ ସେମାନଙ୍କ ସହିତ ଅନ୍ଧ, ଛୋଟା,
ଗର୍ଭବତୀ ଓ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀଙ୍କୁ
    ଏକତ୍ର ସଂଗ୍ରହ କରିବା।
    ସେମାନେ ବହୁ ସଂଖ୍ୟାରେ ଜନଗହଳି ହୋଇ ଏ ସ୍ଥାନକୁ ଆସିବେ।
ସେମାନେ କ୍ରନ୍ଦନ କରି ଆସୁଥିଲା ବେଳେ
    ଆମ୍ଭେ ସେମାନଙ୍କୁ ଆଗେଇ ନେବା।
ଆମ୍ଭେ ସେମାନଙ୍କୁ ଜଳପୂର୍ଣ୍ଣ ନଦୀଗୁଡ଼ିକ ନିକଟ ଦେଇ
    ସଳଖ ପଥରେ ଗମନ କରାଇବା।
    ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ।
କାରଣ ଆମ୍ଭେ ଇସ୍ରାଏଲର ପିତା
    ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।

10 “ହେ ଗୋଷ୍ଠୀସମୂହ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।
    ଆଉ ଦୂରସ୍ଥ ଦ୍ୱୀପ ସମୂହରେ ତାହା ପ୍ରଗ୍ଭର କରି କୁହ,
‘ଯେ ଇସ୍ରାଏଲକୁ ଛିନ୍ନଭିନ୍ନ କଲେ,
    ସେ ତାହାକୁ ସଂଗ୍ରହ କରିବେ।
    ଆଉ ପାଳକ ଯେପରି ତାହାର ମେଷପଲକୁ ରକ୍ଷା କରେ, ସେପରି ସେ ତାହାକୁ ସୁରକ୍ଷା ଦେବେ।’
11 କାରଣ ସଦାପ୍ରଭୁ ଯାକୁବକୁ ଉଦ୍ଧାର କରିଅଛନ୍ତି
    ଓ ତାହା ଅପେକ୍ଷା ବଳବାନର ହସ୍ତରୁ ତାହାକୁ ମୁକ୍ତ କରିଅଛନ୍ତି।
12 ପୁଣି ସେମାନେ ଆସି ସିୟୋନର ପର୍ବତରେ ଗାନ କରିବେ
    ଓ ସ୍ରୋତତୁଲ୍ୟ ସଦାପ୍ରଭୁଙ୍କ ପ୍ରାସାଦକୁ,
ଶସ୍ୟ, ଦ୍ରାକ୍ଷାରସ, ତେଲ, ପଲର ମେଷଛୁଆ
    ଓ ଗୋପଲର ଗୋବତ୍ସ ବହି ଆସିବ
ଓ ସେମାନଙ୍କର ଜୀବନ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ।
    ସେମାନେ ଆଉ ଦୁଃଖୀ ହେବେ ନାହିଁ।
13 ସେତେବେଳେ ଯୁବତୀ ନାରୀମାନେ ଆନନ୍ଦରେ ନୃତ୍ୟ କରିବେ
    ଓ ଯୁବା ଏବଂ ବୃଦ୍ଧମାନେ ସେମାନଙ୍କ ସହିତ ଯୋଗ ଦେବେ।
ଆମ୍ଭେ ସେମାନଙ୍କର ଶୋକକୁ ଆନନ୍ଦରେ ପରିଣତ କରିବା।
    ଆମ୍ଭେ ସେମାନଙ୍କୁ ସାନ୍ତ୍ୱନା ଦେବା ଓ ସେମାନଙ୍କୁ ଦୁଃଖ ବଦଳରେ ସୁଖ ଦେବା।
14 ଆଉ ଆମ୍ଭେ ପୁଷ୍ଟିକର ଦ୍ରବ୍ୟରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା
    ଓ ଆମ୍ଭର ଲୋକମାନେ ପ୍ରଚୁର ଖାଦ୍ୟ ପାଇ ପରିତୃପ୍ତ ହେବେ।
ଏହା ସଦାପ୍ରଭୁ କହନ୍ତି।”

15 ପୁଣି ସଦାପ୍ରଭୁ ଏହି କଥା କହନ୍ତି,
“ରାମାରେ କୋଳାହଳ
    ଓ ଅତି କରୁଣ ଚିତ୍କାର ଶୁଣାଯିବ।
ରାହେଲ ଆପଣା ପୁତ୍ରମାନଙ୍କ ପାଇଁ ରୋଦନ କରିବ।
    ସେ ତା’ର ସନ୍ତାନମାନଙ୍କ ବିଷୟରେ ସାନ୍ତ୍ୱନାବାଣୀ ଶୁଣିବ ନାହିଁ,
    କାରଣ ସେମାନେ ମୃତ।”

16 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ କ୍ରନ୍ଦନରୁ ନିବୃତ୍ତ ହୁଅ
    ଓ ଚକ୍ଷୁରୁ ଲୋତକ ବନ୍ଦ କର।
କାରଣ ତୁମ୍ଭେ ତୁମ୍ଭର କର୍ମାନୁସାରେ ପୁରସ୍କୃତ ହେବ।”
    ଆଉ ସଦାପ୍ରଭୁ କହନ୍ତି,
    “ତୁମ୍ଭେମାନେ ଶତ୍ରୁ ଦେଶରୁ ଫେରି ଆସିବ।
17 ତୁମ୍ଭ ଅନ୍ତିମକାଳ ବିଷୟରେ ପ୍ରତ୍ୟାଶ ଅଛି।”
    ସଦାପ୍ରଭୁ କହନ୍ତି,
    ଆଉ “ତୁମ୍ଭର ସନ୍ତାନଗଣ ପୁନର୍ବାର ଆପଣା ଦେଶକୁ ଫେରି ଆସିବେ।
18 ମୁଁ ପ୍ରକୃତରେ ଇଫ୍ରୟିମର କ୍ରନ୍ଦନ ଶୁଣିଅଛି।
    ସେ କାନ୍ଦିକରି ଏହି କଥା କହୁଛି, ‘ହେ ସଦାପ୍ରଭୁ, ତୁମ୍ଭେ ମୋତେ ଶାସ୍ତି ଦେଇଅଛ।
    ମୁଁ ପ୍ରକୃତ ଶିକ୍ଷା ପାଇଛି।
ମୁଁ ଏକ ବନ୍ୟପଶୁ ସଦୃଶ ଥିଲି।
    ମୋତେ ତୁମ୍ଭ ନିକଟକୁ ଫେରିବାକୁ ଦିଅ,
    କାରଣ ତୁମ୍ଭେ ସଦାପ୍ରଭୁ ମୋର ପରମେଶ୍ୱର।
19 ହେ ସଦାପ୍ରଭୁ, ମୁଁ ଫେରିଲା ପରେ ଅନୁତପ୍ତ ହେଲି।
    ଶିକ୍ଷା ପାଇଁ ଦୁଃଖରେ ଆପଣା ଊରୁଦେଶକୁ
    ଆଘାତ କଲି।
ମୁଁ ଆପଣା ଯୌବନ କାଳରେ ମନ୍ଦାଗ୍ଭର ଯୋଗୁଁ
    ଲଜ୍ଜିତ ଓ ବ୍ୟାକୁଳ ହେଲି।’”
20 ପରମେଶ୍ୱର କହନ୍ତି, “ଇଫ୍ରୟିମ ଆମ୍ଭର ପ୍ରିୟ ପୁତ୍ର।
ଆମ୍ଭେ ତାହାକୁ ପ୍ରେମ କରୁ।
    ଯଦିଓ ଆମ୍ଭେ ତାହାକୁ ସମାଲୋଚନା କରୁ ଓ ତା’ ବିରୁଦ୍ଧରେ ଯାଉ,
ତଥାପି ଆମ୍ଭେ ତାହାକୁ ସ୍ମରଣ କରୁ।
    ଏଣୁ ତା’ ପାଇଁ ଆମ୍ଭର ପ୍ରାଣ ବ୍ୟାକୁଳ ହୁଏ।
ଆମ୍ଭେ ପ୍ରକୃତରେ ତାକୁ ଦୟା କରିବା।”
    ଏହା ସଦାପ୍ରଭୁ କହନ୍ତି।

21 “ତୁମ୍ଭେ ସ୍ଥାନେ ସ୍ଥାନେ ଆପଣା ପାଇଁ ପଥଚିହ୍ନ ରଖ
    ଓ ପଥ ପ୍ରଦର୍ଶକ ସ୍ତମ୍ଭ ନିର୍ମାଣ କର।
ଯେଉଁ ରାଜପଥରେ ତୁମ୍ଭେ ଗମନ କରିଥିଲ
    ସେହି ପଥରେ ମନୋନିବେଶ କର।
ହେ ଇସ୍ରାଏଲ କୁମାରୀ, ଫେରି ଆସ,
    ତୁମ୍ଭର ନଗରଗୁଡ଼ିକୁ ଫେରି ଆସ।
22 ହେ ଅବିଶ୍ୱସ୍ତା କନ୍ୟା,
    ତୁମ୍ଭେ କେତେକାଳ ଏଣେତେଣେ ଭ୍ରମଣ କରିବ?

“କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି,
    ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।”

23 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହା କହନ୍ତି, “ଆମ୍ଭେ ପୁନର୍ବାର ଯିହୁଦାର ଲୋକମାନଙ୍କର ମଙ୍ଗଳ କରିବା। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱରୁ ମୁକ୍ତ କରିବା। ଯିହୁଦା ଦେଶରେ ଓ ତାହାର ନଗର ସକଳରେ ସେମାନେ ପୁନର୍ବାର ଏହା ବ୍ୟବହାର କରିବେ। ‘ହେ ଧାର୍ମିକମାନଙ୍କର ବାସସ୍ଥାନ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।’

24 “ପୁଣି ଯିହୁଦା ଓ ତାହାର ନଗର ସବୁରେ କୃଷକମାନେ ଓ ପଲ ନେଇ ଭ୍ରମଣକାରୀମାନେ ଏକତ୍ର ଶାନ୍ତିରେ ବାସ କରିବେ। 25 କାରଣ ଆମ୍ଭେ କ୍ଳାନ୍ତ ଓ ଦୁର୍ବଳ ପ୍ରାଣକୁ ବିଶ୍ରାମ ଓ ଶକ୍ତି ପ୍ରଦାନ କରିବା।”

26 ଏହା ଶୁଣିଲା ଉତ୍ତାରେ, ମୁଁ ସୁଖଦାୟକ ନିଦ୍ରାରୁ ଜାଗ୍ରତ ହୋଇ ଗ୍ଭରିଆଡ଼କୁ ଗ୍ଭହିଁଲି।

27 ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଛି ଆମ୍ଭେ ଇସ୍ରାଏଲ ଓ ଯିହୁଦାର ଲୋକମାନଙ୍କର ଯତ୍ନ ନେବା। ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପଶୁମାନଙ୍କୁ ଦ୍ୱିଗୁଣିତ କରିବା। 28 ଅତୀତରେ ଆମ୍ଭେ ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ, ବିନାଶ ଓ କ୍ଳେଶ ଦେଇଥିଲୁ। ମାତ୍ର ବର୍ତ୍ତମାନ ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା। ଆଉ ସେମାନଙ୍କର ଯତ୍ନ ନେଇ ସେମାନଙ୍କୁ ଶକ୍ତିଶାଳୀ କରିବା।” ଏହା ସଦାପ୍ରଭୁ କହନ୍ତି।

29 “ଲୋକେ ଆଉ ଏପରି କଥା କେବେ କହିବେ ନାହିଁ ଯେ:

‘ପିତୃଗଣ ଅମ୍ଳ ଦ୍ରାକ୍ଷା ଫଳ ଖାଇଲେ,
    ସନ୍ତାନଗଣର ଦାନ୍ତ ଖଟା ହେବ।’

30 ସଦାପ୍ରଭୁ କହନ୍ତି, ପ୍ରତ୍ୟେକ ଲୋକ ନିଜର ପାପ ଯୋଗୁଁ ମରିବେ। କାରଣ ଅମ୍ଳ ଦ୍ରାକ୍ଷା ଫଳ ଖାଇବା ଲୋକର ଦାନ୍ତ କେବଳ ଖଟା ହେବ।”

ନୂତନ ନିୟମ

31 ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଛି ଯେତେବେଳେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା। 32 ଏହି ନିୟମ ସେମାନଙ୍କ ପୂର୍ବପୁରୁଷଗଣଙ୍କ ସହ ହୋଇଥିବା ନିୟମ ପରି ହେବ ନାହିଁ। ସେତେବେଳେ ଆମ୍ଭେ ସେମାନଙ୍କୁ ହସ୍ତ ଧରି ମିଶର ଦେଶରୁ ବାହାର କରି ଆଣିବା ବେଳେ ସେ ନିୟମ ସ୍ଥାପନ କରିଥିଲୁ। ସଦାପ୍ରଭୁ କହିଥିଲେ, ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।”

33 ମାତ୍ର ସଦାପ୍ରଭୁ କହନ୍ତି, “ଭବିଷ୍ୟତରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା। ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା। ଆଉ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ। 34 ପରମେଶ୍ୱରଙ୍କୁ ଜାଣିବାକୁ ସେମାନେ ଆପଣା ଆପଣା ପ୍ରତିବାସୀଙ୍କୁ ଓ ଭ୍ରାତାଙ୍କୁ ଶିକ୍ଷା ଦେବେ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ଛୋଟଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜାଣିବେ। ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆଉ ସ୍ମରଣ କରିବା ନାହିଁ।”

ସଦାପ୍ରଭୁ ଇସ୍ରାଏଲକୁ ପରିତ୍ୟାଗ କରିବେ ନାହିଁ

35 ସଦାପ୍ରଭୁ କହନ୍ତି,
    “ଯିଏ ଦିବସରେ ଆଲୋକ ଦେବା ପାଇଁ ସୂର୍ଯ୍ୟ
ଓ ରାତ୍ରିରେ ଜ୍ୟୋତିଃ ପ୍ରଦାନ କରିବା ପାଇଁ ଚନ୍ଦ୍ର ଓ ନକ୍ଷତ୍ରାଦି ସୃଷ୍ଟି କରନ୍ତି,
    ଆଉ ଯଦି, ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜନ କରାନ୍ତି,

ସେହି ହେଉଛନ୍ତି ସୈନ୍ୟାଧିପତି ସଦାପ୍ରଭୁ।”
36 ତା’ପରେ ସଦାପ୍ରଭୁ ଏହା କହନ୍ତି, “ଯେବେ ସୂର୍ଯ୍ୟ, ଚନ୍ଦ୍ର, ତାରକା ଓ ସମୁଦ୍ର ମୋ’ ନିୟନ୍ତ୍ରଣରେ ନ ରହନ୍ତି,
    ତେବେ କେବଳ ଇସ୍ରାଏଲ ବଂଶଧର ଆମ୍ଭ ସମ୍ମୁଖରେ ଗୋଟିଏ ଦେଶ ହେବାରୁ ବିରତ ହେବ।”

37 ପୁଣି ସଦାପ୍ରଭୁ ଏହା କହନ୍ତି, “ଯଦି ଲୋକମାନେ ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ
    ଓ ଅଧଃସ୍ଥ ପୃଥିବୀକୁ ମାପି ପାରିବେ।
    ତାହାହେଲେ କେବଳ ଆମ୍ଭେ ମଧ୍ୟ ଇସ୍ରାଏଲର ବଂଶଧରଗଣ ଯାହା କଲେ
ତାହା ପ୍ରତ୍ୟାଖାନ କରିଦେବା।”
    ଏହା ସଦାପ୍ରଭୁ କହନ୍ତି।

ନୂତନ ଯିରୁଶାଲମ

38 ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଅଛି, ଯେତେବେଳେ ଯିରୁଶାଲମ ନଗର ପୁନର୍ବାର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିର୍ମିତ ହେବ। ତା’ପରେ ହନନେଲ ଦୁର୍ଗରୁ କୋଣ ଫାଟକ ପର୍ଯ୍ୟନ୍ତ ତାହା ନିର୍ମିତ ହେବ। 39 ଆଉ ସେଠାରୁ ପରିମାପକ ରଜ୍ଜୁ ଗାରେବ୍ ଉପପର୍ବତ ପର୍ଯ୍ୟନ୍ତ ସଳଖ ଯିବ ଓ ସେଠାରୁ ବୁଲି ଗୋୟା ପର୍ଯ୍ୟନ୍ତ ଯିବ। 40 ପୁଣି ଶବ ଭସ୍ମରେ ପୂର୍ଣ୍ଣ ହୋଇଥିବା ଉପତ୍ୟକା, କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସମସ୍ତ କ୍ଷେତ୍ର ଓ ପୂର୍ବ ଦିଗସ୍ଥ ଅଶ୍ୱ ଦ୍ୱାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ। ଆଉ ସେହି ଯିରୁଶାଲମ ନଗର କେବେ ଉତ୍ପାଟିତ ବା ନିପାତିତ ହେବ ନାହିଁ।”

ଫିଲୀମୋନଙ୍କ ପ୍ରତି ପତ୍ର

ଖ୍ରୀଷ୍ଟ ଯୀଶୁଙ୍କ ପାଇଁ ବନ୍ଦୀ ହୋଇଥିବା ପାଉଲ ଓ ଆମ୍ଭର ଭାଇ ତୀମଥିଙ୍କଠାରୁ ଆମ୍ଭର ପ୍ରିୟ ମିତ୍ର ଓ ସହକର୍ମୀ ଫିଲୀମୋନ, ଆମ୍ଭର ଭଉଣୀ ଆ‌ପ୍‌ପିୟା, ସାଥୀ ସୈନିକ ଆର୍ଖି‌ପ୍‌ପ, ଓ ତୁମ୍ଭ ଘରଠାରେ ଏକତ୍ରିତ ହେଉଥିବା ଉପାସନା ମଣ୍ଡଳୀକୁ ପତ୍ର ଲେଖୁଛୁ।

ଆମ୍ଭର ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭକୁ ଅନୁଗ୍ରହ ଓ ଶାନ୍ତି ମିଳୁ।

ଫିଲୀମୋନଙ୍କ ପ୍ରେମ ଓ ବିଶ୍ୱାସ

ମୋ’ ପ୍ରାର୍ଥନାମାନଙ୍କରେ ମୁଁ ତୁମ୍ଭକୁ ସ୍ମରଣ କରେ। ତୁମ୍ଭ ପାଇଁ ସର୍ବଦା ମୁଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଏ। ପରମେଶ୍ୱରଙ୍କ ସମସ୍ତ ପବିତ୍ର ଲୋକମାନଙ୍କ ପ୍ରତି ତୁମ୍ଭର ପ୍ରେମ ଓ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭର ବିଶ୍ୱାସ ବିଷୟରେ ମୁଁ ଶୁଣିଛି ଓ ମୁଁ ତୁମ୍ଭର ସେହି ପ୍ରେମ ଓ ବିଶ୍ୱାସ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି। ଖ୍ରୀଷ୍ଟଙ୍କଠାରେ ଥିବା ଆମ୍ଭର ସମସ୍ତ ଭଲ କଥାଗୁଡ଼ିକ ବୁଝିପାରିବା ପାଇଁ ତୁମ୍ଭର ବିଶ୍ୱାସର ସହଭାଗିତା ତୁମ୍ଭକୁ ସାହାଯ୍ୟ କରିବ ବୋଲି ମୁଁ ପ୍ରାର୍ଥନା କରେ। ହେ ଭାଇ ପରମେଶ୍ୱରଙ୍କ ଲୋକମାନଙ୍କ ପ୍ରତି ତୁମ୍ଭେ ପ୍ରେମଭାବ ଦେଖାଇଛ, ସେମାନଙ୍କୁ ତୁମ୍ଭେ ଖୁସୀ କରିଛ। ଏହା ମୋତେ ବହୁତ ଆନନ୍ଦ ଓ ଆଶ୍ୱାସନା ଦେଲା।

ଅନୀସିମକୁ ଭାଇ ଭଳି ସ୍ୱୀକାର କର

କେତେଗୁଡ଼ିଏ କଥା ତୁମ୍ଭର କରିବା ଉଚିତ୍। ଖ୍ରୀଷ୍ଟରେ ଭାଇ ହିସାବରେ ସ‌ତ୍‌‌କାର୍ଯ୍ୟ କରିବା ନିମନ୍ତେ ତୁମ୍ଭକୁ ଆଦେଶ ଦେବାର ମୋର ଅଧିକାର ଅଛି। କିନ୍ତୁ ମୁଁ ତୁମ୍ଭକୁ ପ୍ରେମରେ ନିବେଦନ କରିବାକୁ ଇଚ୍ଛା କରେ। ମୁଁ ପାଉଲ, ବୁଢ଼ା ହୋଇ ଗଲିଣି ଓ ଖ୍ରୀଷ୍ଟ ଯୀଶୁଙ୍କ ପାଇଁ ବନ୍ଦୀ ହୋଇଛି। 10 ମୁଁ ତୁମ୍ଭକୁ ଅନୀସିମ ପାଇଁ ନିବେଦନ କରୁଛି। ମୁଁ ବନ୍ଦୀ ଗୃହରେ ଥିଲାବେଳେ ସେ ମୋର ସନ୍ତାନ ହୋଇଥିଲା। 11 ଅତୀତରେ ସେ ତୁମ୍ଭ ପାଇଁ ଅଦରକାରୀ ଥିଲା। କିନ୍ତୁ ଏବେ ସେ ମୋ’ ଓ ତୁମ୍ଭ ଦୁହିଁଙ୍କ ପାଇଁ ବଡ଼ ଉପଯୋଗୀ ଅଟେ।

12 ମୁଁ ତାହାକୁ ତୁମ୍ଭ ପାଖକୁ ଫେରାଇ ଦେଉଛି। ତା’ ସହିତ ମୋର ହୃଦୟ ମଧ୍ୟ ବନ୍ଧା ହୋଇଛି। 13 ମୁଁ ବନ୍ଦୀ ଗୃହରେ ଥିବା ସମୟରେ ମୋତେ ସୁସମାଗ୍ଭର ପାଇଁ ସାହାଯ୍ୟ କରିବ ବୋଲି ତାହାକୁ ମୋ’ ସହିତ ରଖିବାକୁ ଗ୍ଭହୁଁଥିଲି। ମୋତେ ସାହାଯ୍ୟ କରିବା ଦ୍ୱାରା ସେ ତୁମ୍ଭର ସେବା କରିଥା’ନ୍ତା। 14 କିନ୍ତୁ ତୁମ୍ଭମାନଙ୍କୁ ପ୍ରଥମେ ନ ପଗ୍ଭରି ମୁଁ କିଛି କରିବା ପାଇଁ ଇଚ୍ଛା କଲି ନାହିଁ। ତୁମ୍ଭର କୌଣସି ଭଲ କାମ ନିଜ ଇଚ୍ଛାରେ ହେଉ, ମୋର ବାଧ୍ୟ ବାଧକତାରେ ନ ହେଉ ବୋଲି ମୁଁ ଗ୍ଭହେଁ।

15 ଅନୀସିମ [a] କ୍ଷଣିକ ପାଇଁ ତୁମ୍ଭଠାରୁ ଅଲଗା ଥିଲା। ଏହା ଏପରି ଘଟିଥାଇପାରେ ଯଦ୍ଦ୍ୱାରା ତୁମ୍ଭେ ତାହାକୁ ସବୁଦିନ ପାଇଁ ପୁନଃ ପ୍ରାପ୍ତ ହୋଇପାରିବ। 16 ଦାସ ହେବା ପାଇଁ ନୁହେଁ, ବରଂ ଦାସଠାରୁ ବଳି ଏକ ପ୍ରିୟ ଭାଇ ଭଳି। ମୁଁ ତାହାକୁ ବହୁତ ଭଲ ପାଏ। କିନ୍ତୁ ତୁମ୍ଭେ ଆହୁରି ଅଧିକ ଭଲ ପାଇବ। ତୁମ୍ଭେ ତାହାକୁ ଜଣେ ମଣିଷ ଓ ପ୍ରଭୁଙ୍କଠାରେ ଜଣେ ଭାଇ ଭଳି ଭଲ ପାଇବ।

17 ଯଦି ତୁମ୍ଭେ ମୋତେ ମିତ୍ର ବୋଲି ଗ୍ରହଣ କରୁଛ, ତା’ହେଲେ ଅନୀସିମଙ୍କୁ ପୁନର୍ବାର ଗ୍ରହଣ କର। ମୋତେ ଯେପରି ସ୍ୱାଗତ କରିଥା’ନ୍ତ, ସେହିପରି ତାହାକୁ ସ୍ୱାଗତ କର। 18 ଯଦି ଅନୀସିମ ତୁମ୍ଭ ପ୍ରତି କିଛି ଭୁଲ୍ କରିଛି ବା ତା’ର ତୁମକୁ କିଛି ଦେବାକୁ ଅଛି ତେବେ ତାହା ମୋ’ ଖାତାରେ ପକାଇ ଦିଅ। 19 ମୁଁ ପାଉଲ, ଏହି କଥା ମୋ’ ହାତରେ ଲେଖୁଛି। ଅନୀସିମର ଯଦି ତୁମ୍ଭକୁ କିଛି ଦେବାକୁ ଅଛି, ମୁଁ ତାହା ତୁମ୍ଭକୁ ଫେରାଇ ଦେବି। ନିଜ ଜୀବନ ପାଇଁ ତୁମ୍ଭେ ଯେ ମୋ’ଠାରେ କେତେ ଋଣୀ, ସେ ସମ୍ପର୍କରେ ମୁଁ କିଛି କହିବି ନାହିଁ। 20 ତେଣୁ ହେ ମୋର ଭାଇ! ପ୍ରଭୁଙ୍କଠାରେ ତୁମ୍ଭେ ମୋ’ ପାଇଁ କିଛି ଆବଶ୍ୟକୀୟ ବିଷୟ କର ବୋଲି, ମୁଁ କୁହେ। ଖ୍ରୀଷ୍ଟଙ୍କଠାରେ ମୋ’ ହୃଦୟକୁ ଆଶ୍ୱାସନା ଦିଅ। 21 ମୁଁ ଯାହା କହିଛି, ସେଗୁଡ଼ିକ କରିବ ବୋଲି ଜାଣି ମୁଁ ଏହି ଚିଠି ଲେଖୁଛି। ମୁଁ ଜାଣେ ଯେ ମୁଁ ଯେତିକି କହେ, ତୁମ୍ଭେ ତା’ଠାରୁ ଅଧିକ କରିବ।

22 ମୋ’ ରହିବା ପାଇଁ ଗୋଟିଏ ବଖରା ମଧ୍ୟ ପ୍ରସ୍ତୁତ କର। ମୁଁ ଆଶାକରେ ଯେ ପରମେଶ୍ୱର ତୁମ୍ଭ ପ୍ରାର୍ଥନା ଶୁଣିବେ ଓ ମୁଁ ତୁମ୍ଭ ପାଖକୁ ଯିବାକୁ ସମର୍ଥ ହୋଇ ପାରିବି।

ଶେଷ ଅଭିନନ୍ଦନ

23 ଖ୍ରୀଷ୍ଟ ଯୀଶୁଙ୍କ ପାଇଁ ଏପାଫ୍ରା ହେଉଛନ୍ତି ମୋର ସହବନ୍ଦୀ। ସେ ତୁମ୍ଭକୁ ନମସ୍କାର ଜଣାଉଛନ୍ତି। 24 ମାର୍କ, ଆରିସ୍ତାର୍ଖ, ଦୀମା ଓ ଲୂକ ଏମାନେ ମଧ୍ୟ ତୁମ୍ଭକୁ ନମସ୍କାର ଜଣାଉଛନ୍ତି।

25 ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କର ଆତ୍ମା ସହିତ ରହିଥାଉ।

Oriya Bible: Easy-to-Read Version (ERV-OR)

2010 by World Bible Translation Center