Print Page Options
Previous Prev Day Next DayNext

Old/New Testament

Each day includes a passage from both the Old Testament and New Testament.
Duration: 365 days
Oriya Bible: Easy-to-Read Version (ERV-OR)
Version
ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 37-39

ଯିରିମିୟଙ୍କୁ ବନ୍ଦୀଶାଳାରେ ରଖାଗଲା

37 ଅନନ୍ତର ଯିହୋୟାକୀ‌‌‌ମ୍‌‌‌ର ପୁତ୍ର କନୀୟର ପଦରେ ଯୋଶିୟର ପୁତ୍ର ସିଦିକିୟ ରାଜା ହୋଇ ରାଜତ୍ୱ କଲା। ବାବିଲର ରାଜା ନବୂଖ‌ଦ୍‌ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା। ମାତ୍ର ରାଜା ସିଦିକିୟ କିଅବା ତାହାର ଦାସମାନେ କିଅବା ତାହାର ଦେଶବାସୀ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତା ପ୍ରଗ୍ଭରିତ ସଦାପ୍ରଭୁଙ୍କ ବାକ୍ୟ ପ୍ରତି ଧ୍ୟାନ ଦେଲେ ନାହିଁ।

ପୁଣି ସିଦିକିୟ ରାଜା ଶେଲିମିୟର ପୁତ୍ର ଯିହୁଖଲକୁ ଓ ମାସେୟର ପୁତ୍ର ସିଫନିୟ ଯାଜକକୁ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତା ନିକଟକୁ ଏକ ବାର୍ତ୍ତା ଦେଇ ପଠାଇଲେ। ସେମାନେ ଯିରିମିୟଙ୍କୁ ବିନୟ କରି କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର।”

ସେତେବେଳେ ଯିରିମିୟ କାରାଗାରରେ ବନ୍ଦୀ ନ ଥିଲେ। ତେଣୁ ସେ ନିଜ ଇଚ୍ଛାନୁସାରେ ସ୍ୱାଧୀନ ଭାବରେ ଯାତାୟାତ କରୁଥିଲେ। ଆଉ ମଧ୍ୟ ସେହି ସମୟରେ ଫାରୋର ସୈନ୍ୟ ମିଶରରୁ ବାହାରି ଯିହୁଦାକୁ ଆସିଲେ। ଏଣୁ ଯିରୁଶାଲମ ଦଖଲ କରିଥିବା କ‌‌ଲ୍‌‌ଦୀୟମାନେ ଏ ସମ୍ବାଦ ଶୁଣି ଯିରୁଶାଲମରୁ ଗ୍ଭଲିଗଲେ।

ସେତେବେଳେ ଭବିଷ୍ୟ‌ଦ୍‌ବକ୍ତା ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା। “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ହେ ଯିହୁଖଲ ଓ ସିଫନିୟ, ଯିହୁଦାର ରାଜା ସିଦିକିୟ ଆମ୍ଭକୁ ପଗ୍ଭରିବା ପାଇଁ ତୁମ୍ଭମାନଙ୍କୁ ପଠାଇଅଛି, ତୁମ୍ଭେମାନେ ତାଙ୍କୁ ଯାଇ କହିବ, ଦେଖ, ତୁମ୍ଭମାନଙ୍କ ସାହାଯ୍ୟ ପାଇଁ ଫାରୋର ଯେଉଁ ସୈନ୍ୟମାନେ ଆସିଛନ୍ତି, ସେମାନେ ନିଜ ଦେଶ ମିଶରକୁ ଫେରିଯିବେ। ପୁଣି କ‌‌ଲ୍‌‌ଦୀୟମାନେ ପୁନର୍ବାର ଆସି ଏହି ନଗର ବିରୁଦ୍ଧରେ ଯୁଦ୍ଧ କରିବେ ଓ ସେମାନେ ତାହାକୁ ଅଧିକାର କରି ଅଗ୍ନିରେ ଦ‌ଗ୍‌ଧ କରିବେ।’ ସଦାପ୍ରଭୁ ଏହି କଥା କହନ୍ତି, ‘କ‌‌ଲ୍‌‌ଦୀୟମାନେ ନିଶ୍ଚୟ ଆମ୍ଭମାନଙ୍କ ନିକଟରୁ ଗ୍ଭଲିଯିବେ, ତୁମ୍ଭେମାନେ ଏହି କଥା କହି ନିଜକୁ ଭୁଲାଅ ନାହିଁ। “ବାବିଲର ସୈନ୍ୟ ନିଶ୍ଚୟ ଆମ୍ଭ ସହିତ ରହିବେ।” କାରଣ ସେମାନେ ଯିବେ ନାହିଁ। 10 ହେ ଯିରୁଶାଲମ ନିବାସୀ, ତୁମ୍ଭେମାନେ କ‌‌ଲ୍‌‌ଦୀୟର ସମୁଦାୟ ସୈନ୍ୟଙ୍କୁ ପରାସ୍ତ କଲେ ହେଁ, ଅବଶିଷ୍ଟ ଆହତ ସୈନ୍ୟମାନେ ନିଜ ନିଜ ତମ୍ବୁରୁ ବାହାରି ଏହି ନଗରକୁ ଅଗ୍ନିରେ ଦ‌ଗ୍‌ଧ କରିବେ।’”

11 ଯେତେବେଳେ କ‌‌ଲ୍‌‌ଦୀୟମାନେ ଫାରୋର ସୈନ୍ୟମାନଙ୍କ ଭୟରେ ଯିରୁଶାଲମରୁ ଗ୍ଭଲି ଯାଇଥିଲେ, 12 ସେ ସମୟରେ ଯିରିମିୟ ଆପଣା ଲୋକମାନଙ୍କଠାରୁ ଆପଣାର ପ୍ରାପ୍ୟ ଅଂଶ ପାଇବା ପାଇଁ ବିନ୍ୟାମୀନ ପ୍ରଦେଶକୁ ଯିବା ନିମନ୍ତେ ଯିରୁଶାଲମରୁ ବାହାରିଲେ। 13 କିନ୍ତୁ ଯେତେବେଳେ ଯିରିମିୟ ବିନ୍ୟାମୀନ ପ୍ରଦେଶର ନଗର ଦ୍ୱାରରେ ପହଞ୍ଚିଲେ, ସେତେବେଳେ ପ୍ରହରୀଗଣଙ୍କ ଅଧ୍ୟକ୍ଷ, ହନାନିୟର ପୌତ୍ର, ଶେଲିମିୟର ପୁତ୍ର, ଯିରିୟ ତାଙ୍କୁ ବନ୍ଦୀ କରି କହିଲା, “ତୁମ୍ଭେ ଆମ୍ଭମାନଙ୍କୁ ପରିତ୍ୟାଗ କରି କ‌‌ଲ୍‌‌ଦୀୟମାନଙ୍କ ପକ୍ଷ ନେଇଅଛ।”

14 ସେତେବେଳେ ଯିରିମିୟ କହିଲେ, “ଏହା ମିଥ୍ୟା କଥା, ମୁଁ କ‌‌ଲ୍‌‌ଦୀୟମାନଙ୍କ ପକ୍ଷକୁ ଯାଉ ନାହିଁ।” ମାତ୍ର ଯିରିମିୟ ତାଙ୍କ କଥା ନ ଶୁଣି ତାଙ୍କୁ ବନ୍ଦୀ କରି ଅଧିପତିମାନଙ୍କ ନିକଟକୁ ନେଇଗଲା। 15 ଆଉ ସେହି ଅଧିପତିମାନେ ଯିରିମିୟଙ୍କ ଉପରେ ଅତ୍ୟନ୍ତ କ୍ରୋଧାନ୍ୱିତ ହୋଇ ତାଙ୍କୁ ପ୍ରହାର କଲେ ଓ ଯୋନାଥନ୍ ଲେଖକ ଗୃହସ୍ଥିତ କାରାଗାରରେ ରଖିଲେ। କାରଣ ସେମାନେ ଯୋନାଥନ୍ ଗୃହକୁ କାରାଗାରରେ ପରିଣତ କରିଥିଲେ। 16 ସେହି ଲୋକମାନଙ୍କ ଦ୍ୱାରା ଯିରିମିୟ ଖଣାକାର କୋଠରୀରେ ବନ୍ଦୀ ହେଲେ ଓ କ୍ଷୁଦ୍ର କୋଠରୀରେ ଅନେକ ଦିନ ରହିଲେ।

17 ତାହାପରେ ସିଦିକିୟ ରାଜା ଲୋକ ପଠାଇ ତାହାକୁ ଅଣାଇଲା। ଆଉ ରାଜା ନିଜ ଗୃହରେ ଗୋପନରେ ତାଙ୍କୁ ପଗ୍ଭରିଲେ, “ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ୟ ଆସିଅଛି କି?”

ଯିରିମିୟ ଉତ୍ତର କଲେ, “ହଁ, ସଦାପ୍ରଭୁଙ୍କଠାରୁ ବାର୍ତ୍ତା ଆସିଅଛି। ଆଉ ତୁମ୍ଭେ ବାବିଲ ରାଜା ହସ୍ତରେ ସମର୍ପିତ ହେବ।” 18 ଆଉ ଯିରିମିୟ ସିଦିକିୟ ରାଜାଙ୍କୁ କହିଲେ, “ଆପଣଙ୍କ ବିରୁଦ୍ଧରେ, ଆପଣଙ୍କ ଦାସଗଣ ବିରୁଦ୍ଧରେ ଅବା ଏହି ଲୋକମାନଙ୍କ ବିରୁଦ୍ଧରେ ମୁଁ କି ପାପ କରିଅଛି ଯେ ଆପଣମାନେ ମୋତେ କାରାଗାରରେ ରଖିଅଛନ୍ତି? 19 ଆପଣମାନେ ଯେଉଁ ଭବିଷ୍ୟ‌ଦ୍‌ବକ୍ତାମାନେ ଆପଣମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରି କହିଲେ, ‘ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧରେ ଓ ଏହି ଦେଶ ବିରୁଦ୍ଧରେ ଆସିବେ ନାହିଁ, ସେମାନେ ଏବେ କାହାନ୍ତି?’ 20 କିନ୍ତୁ ବର୍ତ୍ତମାନ ହେ ମୋର ପ୍ରଭୁ, ମହାରାଜ, ମୋର ଅନୁରୋଧ ରକ୍ଷାକରି ମୋର କଥା ଶ୍ରବଣ କରନ୍ତୁ, ଆପଣ ଯୋନାଥନ୍ ଲେଖକର ଗୃହକୁ ମୋତେ ପୁନର୍ବାର ପଠାନ୍ତୁ ନାହିଁ। ତାହାହେଲେ ସେଠାରେ ମୁଁ ମରିଯିବି। ମୁଁ ନିବେଦନ କରୁଛି, ମୋର ଏହି ଅନୁରୋଧ ଆପଣଙ୍କ ଛାମୁରେ ଗ୍ରାହ୍ୟ ହେଉ।”

21 ତେଣୁ ସିଦିକିୟ ରାଜାଙ୍କ ଆଜ୍ଞାନୁସାରେ ଲୋକମାନେ ଯିରିମିୟଙ୍କୁ ପ୍ରହରୀ ପ୍ରାଙ୍ଗଣରେ ରଖିଲେ। ପୁଣି ନଗରରେ ସବୁ ରୋଟୀ ଶେଷ ନ ହେବା ପର୍ଯ୍ୟନ୍ତ ରୋଟୀବାଲାଙ୍କ ପଲ୍ଲୀରୁ ଗୋଟିଏ ଲେଖାଏଁ ରୋଟୀ ପ୍ରତିଦିନ ତାହାଙ୍କୁ ଦେଲେ। ଏହି ପ୍ରକାର ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।

ଯିରିମିୟଙ୍କୁ ଏକ କୂପରେ ପକାଯାଏ

38 ଯିରିମିୟଙ୍କ ପ୍ରଗ୍ଭରିତ ବାକ୍ୟ ମତ୍ତନର ପୁତ୍ର ଶଫଟିୟ, ପଶହୂର ପୁତ୍ର ଗଦଲିୟ, ଶେଲିମିୟର ପୁତ୍ର ଯିହଖଲ ଓ ମ‌‌ଲ୍‌‌କିୟର ପୁତ୍ର ପଶହୂର ଏବଂ ଅନ୍ୟ ସମସ୍ତ ଲେଖକ ଶୁଣିଲେ। “ସଦାପ୍ରଭୁ ଏହି କଥା କହନ୍ତି, ‘ଯେଉଁ ଲୋକ ଏହି ନଗରରେ ରହିବ, ସେ ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ। ମାତ୍ର ଯେଉଁ ଲୋକ ବାହାର ହୋଇ କ‌‌ଲ୍‌‌ଦୀୟମାନଙ୍କ ନିକଟକୁ ଯିବ ସେ ବଞ୍ଚିବ। ସେମାନେ ମୃତ୍ୟୁରୁ ବଞ୍ଚିବେ ଓ ରକ୍ଷା ପାଇବେ।’ ଆଉ ମଧ୍ୟ ସଦାପ୍ରଭୁ ଏହି କଥା କହନ୍ତି, ‘ଏହି ନଗର ନିଶ୍ଚୟ ବାବିଲ ରାଜାଙ୍କ ସୈନ୍ୟ ହସ୍ତରେ ସମର୍ପିତ ହେବ ଓ ସେମାନେ ତାହାକୁ ଅଧିକାର କରିବେ।”

ତେଣୁ ସେହି ଅଧିପତିଗଣ ରାଜାଙ୍କୁ କହିଲେ, “ଆମ୍ଭେମାନେ ଅନୁରୋଧ କରୁଅଛୁ, ଏହି ଯିରିମିୟକୁ ମୃତ୍ୟୁଦଣ୍ଡ ହେଉ। କାରଣ ସେ ଏହି ନଗରର ଅବଶିଷ୍ଟ ଯୋଦ୍ଧାମାନଙ୍କୁ ଏହି ପ୍ରକାର କଥା କହି ନିରୁତ୍ସାହିତ କରୁଅଛି। ପୁଣି ସେ ଏହି ଲୋକମାନଙ୍କର ମଙ୍ଗଳ ଗ୍ଭହୁଁ ନାହିଁ, ବରଂ ସେମାନଙ୍କର ଅମଙ୍ଗଳ ଗ୍ଭହୁଁଛି।”

ତେଣୁ ରାଜା ସିଦିକିୟ ସେହି ଅଧିପତିମାନଙ୍କୁ କହିଲେ, “ଦେଖ, ଯିରିମିୟ ବର୍ତ୍ତମାନ ତୁମ୍ଭମାନଙ୍କ ଅଧୀନରେ ଅଛି। ତୁମ୍ଭେମାନେ ତା’ ବିରୁଦ୍ଧରେ ଯାହା କରିବ ମୁଁ ବାରଣ କରିବି ନାହିଁ।”

ଏଣୁ ସେମାନେ ଯିରିମିୟଙ୍କୁ ନେଇ ପ୍ରହରୀ ପ୍ରାଙ୍ଗଣସ୍ଥିତ ମ‌‌ଲ୍‌‌କିୟ ରାଜପୁତ୍ରର କୂପରେ ପକାଇ ଦେଲେ। ସେମାନେ ରଜ୍ଜୁରେ ଯିରିମିୟଙ୍କୁ କୂପ ମଧ୍ୟକୁ ଓହ୍ଲାଇ ଦେଲେ। ପୁଣି ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଯିରିମିୟ ସେହି ପଙ୍କରେ ନିମଗ୍ନ ହେଲେ।

କିନ୍ତୁ ଯିରିମିୟ ଖଣାରେ ପତିତ ହୋଇଥିବା କଥା ରାଜଗୃହସ୍ଥିତ ‌ଏବ‌‌ଦ୍‌‌ମେଲକ ନାମକ ଜଣେ ନପୁଂସକ ଲୋକ ଶୁଣିଲା। ସେହି ସମୟରେ ରାଜା ସିଦିକିୟ ବିନ୍ୟାମୀନ ଫାଟକରେ ବସିଥିଲେ। 8-9 ଏବଦ୍-ମେଲକ ରାଜଗୃହରୁ ବାହାରି ରାଜାଙ୍କୁ କହିଲା, “ହେ ଆମ୍ଭର ମହାରାଜ! ଏହି ଲୋକମାନେ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପ୍ରତି ନିତାନ୍ତ ମନ୍ଦ ବ୍ୟବହାର କରିଅଛନ୍ତି। ସେମାନେ ତାହାଙ୍କୁ କୂପରେ ପକାଇ ଅଛନ୍ତି। ସେ ଯେଉଁଠାରେ ଅଛନ୍ତି ଦୁର୍ଭିକ୍ଷ ସକାଶୁ ସେଠାରେ ମଲାପରି ଅଛନ୍ତି। କାରଣ ନଗରରେ ଆଉ ରୋଟୀ ନାହିଁ।”

10 ତା’ପରେ ରାଜା ସିଦିକିୟ କୁଶୀୟ ଏବଦ୍-ମେଲକକୁ ଆଜ୍ଞା କଲା, “ତୁମ୍ଭେ ଏଠାରୁ ତିରିଶ୍ ଜଣ ଲୋକ ଆପଣା ସଙ୍ଗରେ ନେଇ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତା ମରିବା ପୂର୍ବରୁ ତାହାଙ୍କୁ କୂପରୁ ବାହାର କରି ଆଣ।”

11 ତହୁଁ ଏବଦ୍-ମେଲକ ଆପଣା ସଙ୍ଗେ ସେହି ଲୋକମାନଙ୍କୁ ନେଇ ରାଜଗୃହକୁ ଗଲା ଓ ସେଠାରେ ଭଣ୍ଡାର ଘରୁ କେତେଗୁଡ଼ିଏ ପୁରୁଣା ତ୍ୟକ୍ତ ବସ୍ତୁ ଓ ଚିରାକନା ନେଲା। ଆଉ ରଜ୍ଜୁ ଦ୍ୱାରା ସେସବୁ କୂପରେ ଯିରିମିୟଙ୍କୁ ଦେଲା। 12 କୁଶୀୟ ଏବଦ୍-ମେଲକ ଯିରିମିୟଙ୍କୁ କହିଲା, “ତୁମ୍ଭେ ଏହି ଚିରାକନା ଓ ତ୍ୟକ୍ତ ବସ୍ତ୍ର ଆପଣା ବକ୍ଷ ମୂଳରେ ଦିଅ। ଆମ୍ଭେମାନେ ଯେତେବେଳେ ରଜ୍ଜୁରେ ତୁମ୍ଭକୁ ଉପରକୁ ଉଠାଇବୁ, ସେଥିରେ ତୁମ୍ଭକୁ କଷ୍ଟ ହେବ ନାହିଁ।” ତେଣୁ ଯିରିମିୟ ସେହିପରି କଲେ। 13 ସେହି ଲୋକମାନେ ରଜ୍ଜୁ ସାହାଯ୍ୟରେ ଟାଣି ଯିରିମିୟଙ୍କୁ କୂପରୁ ବାହାର କରି ଆଣିଲେ। ଆଉ ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।

ସିଦିକିୟ ରାଜା ଯିରିମିୟଙ୍କୁ ଅଧିକ ପ୍ରଶ୍ନ ପଗ୍ଭରିଲେ

14 ତତ୍ପରେ ସିଦିକିୟ ରାଜା ଲୋକ ପଠାଇ ଭବିଷ୍ୟ‌ଦ୍‌ବକ୍ତା ଯିରିମିୟଙ୍କୁ ଅଣାଇଲେ। ସେ ସଦାପ୍ରଭୁଙ୍କ ମନ୍ଦିରର ତୃତୀୟ ପ୍ରବେଶ ଦ୍ୱାର ଦେଇ ରାଜାଙ୍କ ନିକଟକୁ ଆସିଲେ। ଆଉ ରାଜା ଯିରିମିୟଙ୍କୁ କହିଲେ, “ମୁଁ ତୁମ୍ଭକୁ କିଛି ପ୍ରଶ୍ନ ପଗ୍ଭରିବି, ତୁମ୍ଭେ କୌଣସି କଥା ଗୋପନ ନ ରଖି ସତ ସତ କହିବ।”

15 ତହୁଁ ଯିରିମିୟ ସିଦିକିୟଙ୍କୁ କହିଲେ, “ମୁଁ ଯଦି ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ ମୋତେ ନିଶ୍ଚୟ ବଧ କରିବେ। ଆଉ ମୁଁ ଯେବେ ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋ’ କଥା ଶୁଣିବେ ନାହିଁ।”

16 ତହୁଁ ସିଦିକିୟ ରାଜା ଗୋପନରେ ଯିରିମିୟଙ୍କ ନିକଟରେ ଶପଥ କରି କହିଲେ, “ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ନାମରେ ଶପଥ କରି କହୁଛି, ମୁଁ ତୁମ୍ଭକୁ ବଧ କରିବି ନାହିଁ କିଅବା ତୁମ୍ଭ ପ୍ରାଣନାଶକାରୀ ଏହି ଅଧିପତିମାନଙ୍କ ହସ୍ତରେ ସମର୍ପଣ କରିବି ନାହିଁ।”

17 ତା’ପରେ ଯିରିମିୟ ରାଜା ସିଦିକିୟଙ୍କୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ଯଦି ତୁମ୍ଭେ ବାବିଲ ରାଜାଙ୍କ ଅଧିପତିମାନଙ୍କ ବଶତା ସ୍ୱୀକାର କରିବ, ତେବେ ତୁମ୍ଭେ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦ‌ଗ୍‌ଧ ହେବ ନାହିଁ। ଆଉ ତୁମ୍ଭେ ଓ ତୁମ୍ଭର ପରିବାର ବଞ୍ଚିବେ। 18 ଆଉ ଯଦି ତୁମ୍ଭେ ବାହାରି ବାବିଲ ରାଜାଙ୍କ ଅଧିପତିମାନଙ୍କ ଅଧୀନତା ସ୍ୱୀକାର ନ କରିବ, ତେବେ ଏହି ନଗର କ‌‌ଲ୍‌‌ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ଓ ସେମାନେ ଅଗ୍ନିରେ ଏହାକୁ ଦ‌ଗ୍‌ଧ କରିବେ। ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ।’”

19 ମାତ୍ର ସିଦିକିୟ ରାଜା ଯିରିମିୟଙ୍କୁ କହିଲେ, “ଯେଉଁ ଯିହୁଦୀ ଲୋକମାନେ କ‌‌ଲ୍‌‌ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଛି। ସେମାନେ ହୁଏତ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ। ଆଉ ସେମାନେ ମୋତେ ଆଘାତ ଦେବେ।”

20 କିନ୍ତୁ ଯିରିମିୟ କହିଲେ, “ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ମୁଁ ବିନୟ କରୁଛି, ମୋ’ ଦ୍ୱାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ। ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ରହିବ। 21 ମାତ୍ର ଯଦି ଆପଣ ସଦାପ୍ରଭୁଙ୍କ ବାକ୍ୟ ନ ମାନି କ‌‌ଲ୍‌‌ଦୀୟମାନଙ୍କର ଅଧୀନତା ସ୍ୱୀକାର ନ କରିବ, ତେବେ ସଦାପ୍ରଭୁ ମୋତେ ଯେଉଁ କଥା ଜଣାଇ ଅଛନ୍ତି, ତାହା ହେଉଛି ଏହା। 22 ଦେଖନ୍ତୁ, ଯିହୁଦାର ରାଜଗୃହରେ ଯେତେ ସ୍ତ୍ରୀଲୋକ ଅବଶିଷ୍ଟ ଅଛନ୍ତି, ସେ ସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ଏହି ସ୍ତ୍ରୀମାନେ କହିବେ,

‘ତୁମ୍ଭର ବନ୍ଧୁମାନେ ତୁମ୍ଭକୁ ପ୍ରବର୍ତ୍ତାଇ
    ତୁମ୍ଭକୁ ପରାସ୍ତ କରିଅଛନ୍ତି,
ଆଉ ଏବେ ତୁମ୍ଭର ପାଦ ପଙ୍କରେ ନିମଗ୍ନ ହେବାରୁ
    ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି।’

23 “ପୁଣି ଲୋକମାନେ ତୁମ୍ଭ ସ୍ତ୍ରୀ ଓ ସନ୍ତାନମାନଙ୍କୁ ଆଣି କ‌‌ଲ୍‌‌ଦୀୟମାନଙ୍କୁ ଦେବେ। ଆଉ ତୁମ୍ଭେ ମଧ୍ୟ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ। ବାବିଲ ରାଜାର ହସ୍ତରେ ଧରାଯିବ। ଆଉ ସେମାନେ ଏହି ନଗରକୁ ଅଗ୍ନିରେ ଦ‌ଗ୍‌ଧ କରିବେ।”

24 ତା’ପରେ ସିଦିକିୟ ଯିରିମିୟଙ୍କୁ କହିଲେ, “ମୋର ତୁମ୍ଭ ସହିତ କଥା ହେବା କେହି ନ ଜାଣୁ। ତହିଁରେ ତୁମ୍ଭେ ମରିବ ନାହିଁ। 25 ଆଉ ମୁଁ ତୁମ୍ଭ ସହିତ କଥା ହୋଇଛି ବୋଲି ଯଦି ଅଧିପତିମାନେ ଜାଣନ୍ତି, ତେବେ ସେମାନେ ତୁମ୍ଭକୁ କହିବେ, ‘ତୁମ୍ଭେ ରାଜାଙ୍କ ସହିତ ଯାହା ଆଲୋଚନା କରିଛ କିଛି ନ ଲୁଗ୍ଭଇ ତାହା ଆମ୍ଭମାନଙ୍କୁ ଜଣାଅ, ଆଉ ରାଜା ତୁମ୍ଭକୁ କ’ଣ ସବୁ କହିଛନ୍ତି, ତାହା ଠିକ୍ ଭାବରେ ପ୍ରକାଶ କର। ତାହାହେଲେ ଆମ୍ଭେମାନେ ତୁମ୍ଭକୁ ବଧ କରିବୁ ନାହିଁ।’ 26 ସେହି ସମୟରେ ତୁମ୍ଭେ ସେମାନଙ୍କୁ କହିବ, ‘ମୋତେ ଯୋନାଥନ ଗୃହକୁ ନ ପଠାଇବା ପାଇଁ ମୁଁ ରାଜାଙ୍କ ନିକଟରେ ଅନୁନୟ କଲି। ତା’ ନ ହେଲେ ମୁଁ ସେଠାରେ ମରିଯିବି।’”

27 ଏହା ପରେ ଅଧିପତିଗଣ ଯିରିମିୟଙ୍କ ନିକଟକୁ ଆସିଲେ ଓ ତାଙ୍କୁ ପ୍ରଶ୍ନ କଲେ। ଆଉ ସେ କହିଲେ, ଯାହା ରାଜା ତାଙ୍କୁ କହିବା ପାଇଁ କହିଥିଲେ। ତହୁଁ ସେମାନେ ଯିରିମିୟଙ୍କୁ ପ୍ରଶ୍ନ ପଗ୍ଭରିବା ବନ୍ଦ କଲେ। କାରଣ କେହି ଯିରିମିୟ ଓ ରାଜାଙ୍କର ବାର୍ତ୍ତାଳାପ ଛପି ଶୁଣିପାରିଲେ ନାହିଁ।

28 ତେଣୁ ଯିରୁଶାଲମ ଅଧିକୃତ ହେବା ପର୍ଯ୍ୟନ୍ତ ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।

ଯିରୁଶାଲମର ପତନ

39 ଅନନ୍ତର ଯିହୁଦାର ରାଜା ସିଦିକିୟର ରାଜତ୍ୱର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୁଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ। ସିଦିକିୟର ରାଜତ୍ୱର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ଏହି ନଗରର ପ୍ରାଚୀର ଭଙ୍ଗାଗଲା ଓ ଯିରୁଶାଲମକୁ କରଗତ କରାଗଲା। ତା’ପରେ ବାବିଲ ରାଜାର ସମସ୍ତ ଅଧିପତିମାନେ ଯଥା: ନେର୍ଗଲଶରେତ୍ସର, ସ‌‌‌ମ୍‌‌‌ଗର-ନବୋ, ଶର୍ସଖୀମ, ରବସାରୀସ୍ ଓ ରବମା‌ଗ୍‌ ପ୍ରଭୃତି ବାବିଲ ରାଜାର ଅବିଶିଷ୍ଟ ଅଧିପତି ସମସ୍ତେ ଆସି ମଧ୍ୟମ ଦ୍ୱାରରେ ବସିଲେ।

ତହୁଁ ଯିହୁଦାର ରାଜା ସିଦିକିୟ ଓ ସମସ୍ତ ସୈନ୍ୟଗଣ ସେମାନଙ୍କୁ ଦେଖି ପଳାୟନ କଲେ। ସେମାନେ ରାତ୍ରିକାଳରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦେଇ ଦୁଇ ପ୍ରାଚୀରର ମଧ୍ୟସ୍ଥିତ ଦ୍ୱାରରେ ନଗରରୁ ବାହାରି ଗଲେ। ପୁଣି ସେମାନେ ପ୍ରାନ୍ତର ଆଡ଼େ ଗ୍ଭଲିଲେ। ମାତ୍ର କ‌‌ଲ୍‌‌ଦୀୟମାନଙ୍କର ସୈନ୍ୟ ସେମାନଙ୍କ ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକିୟ ନିକଟରେ ପହଞ୍ଚିଲେ। ସେମାନଙ୍କୁ ଧରି ହମାତ୍ ଦେଶସ୍ଥ ରି‌‌‌ବ୍‌‌‌ଲାରେ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ନିକଟକୁ ଆଣିଲେ, ତହୁଁ ସେ ତାହାର ଦଣ୍ଡ ବ୍ୟବସ୍ଥା କଲେ। ବାବିଲ ରାଜା ରି‌‌‌ବ୍‌‌‌ଲାରେ ସିଦିକିୟର ସମ୍ମୁଖରେ ସିଦିକିୟର ପୁତ୍ରମାନଙ୍କୁ ବଧ କଲେ। ଆଉ ମଧ୍ୟ ତାଙ୍କର ଅଧିପତିଙ୍କୁ ବଧ କଲେ। ପୁଣି ସେ ସିଦିକିୟର ଚକ୍ଷୁ ଉପାଡ଼ି ତାକୁ ବାବିଲକୁ ନେବାକୁ ପିତ୍ତଳ ଶୃଙ୍ଖଳରେ ବାନ୍ଧିଲେ।

କ‌‌ଲ୍‌‌ଦୀୟମାନେ ରାଜଗୃହ ଓ ଲୋକମାନଙ୍କର ସମସ୍ତ ଗୃହ ଅଗ୍ନିରେ ଦ‌ଗ୍‌ଧ କଲେ। ଆଉ ଯିରୁଶାଲମର ପ୍ରାଚୀର ସବୁ ଭାଙ୍ଗି ପକାଇଲେ। ବାବିଲ ରାଜାର ନବୂଷରଦନ୍ ନାମକ ଜଣେ ପ୍ରହରୀବର୍ଗର ସେନାପତି ଯିରୁଶାଲମ ନଗରର ଅବଶିଷ୍ଟ ପଳାତକମାନଙ୍କୁ ଓ ତାଙ୍କ ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀକରି ବାବିଲକୁ ନେଇଗଲା। 10 କିନ୍ତୁ ସେହି ପ୍ରହରୀବର୍ଗରେ ସେନାପତି ନବୂଷରଦନ୍ କେତେକ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶରେ ଛାଡ଼ିଗଲା, ଆଉ ସେମାନଙ୍କୁ ସେହି ଦିନ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦେଲା।

11 ମାତ୍ର ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଯିରିମିୟଙ୍କ ବିଷୟରେ ପ୍ରହରୀବର୍ଗର ସେନାପତି ନବୂଷରଦ‌‌‌ନ୍‌‌‌କୁ ଏହି ଆଜ୍ଞା ଦେଲେ। 12 “ତୁମ୍ଭେ ଯିରିମିୟଙ୍କୁ ଦେଖ ଓ ତାଙ୍କର ଯତ୍ନ ନିଅ। ତାଙ୍କର କୌଣସି କ୍ଷତି କର ନାହିଁ। ସେ ତୁମ୍ଭକୁ ଯାହା ମାଗିବେ, ତାହା ତାଙ୍କୁ ଦିଅ।”

13 ତେଣୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍, ସେନାଧ୍ୟକ୍ଷ ନବୂଶସବନ୍ ଓ ନେର୍ଗଲ-ଶରେତ୍ସର ଓ ବାବିଲର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇ ଯିରିମିୟଙ୍କୁ ଡକାଇଲେ। 14 ସେମାନେ ପ୍ରହରୀ ପ୍ରାଙ୍ଗଣରୁ ଯିରିମିୟଙ୍କୁ ଆଣିଲେ ଓ ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିୟର ହସ୍ତରେ ସମର୍ପଣ କଲେ। ଗଦଲିୟ ଯିରିମିୟଙ୍କୁ ତାଙ୍କ ମନ୍ଦିରକୁ ପଠାଇ ଦେଲେ ଓ ସେ ତାଙ୍କ ନିଜ ଲୋକମାନଙ୍କ ମଧ୍ୟରେ ବାସ କଲେ।

ସଦାପ୍ରଭୁଙ୍କଠାରୁ ‌ଏବ‌‌ଦ୍‌‌-ମେଲକଙ୍କ ପ୍ରତି ଏକ ବାର୍ତ୍ତା

15 ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ବନ୍ଦୀଥିବା ସମୟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା। 16 “ହେ ଯିରିମିୟ, ତୁମ୍ଭେ ଯାଇ କୁଶୀୟ ଏବ‌‌ଦ୍‌‌-ମେଲକକୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଏହି ନଗର ପ୍ରତି ମଙ୍ଗଳ ପାଇଁ ନୁହଁ, ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ୟସବୁ ସଫଳ କରିବା। ଆଉ ସେସବୁ ତୁମ୍ଭ ସାକ୍ଷାତରେ ସଫଳ ହେବାର ଦେଖିବ।’ 17 ମାତ୍ର ସଦାପ୍ରଭୁ କହନ୍ତି, ‘ସେଦିନ ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା। ଆଉ ତୁମ୍ଭେ ଯେଉଁ ଲୋକମାନଙ୍କୁ ଭୟ କରୁଛ, ସେମାନଙ୍କ ହସ୍ତରେ ତୁମ୍ଭେ ସମର୍ପିତ ହେବ ନାହିଁ। 18 ଆଉ ହେ ‌ଏବ‌‌ଦ୍‌‌-ମେଲକ, ଆମ୍ଭେ ତୁମ୍ଭକୁ ନିଶ୍ଚୟ ରକ୍ଷା କରିବା। ତୁମ୍ଭେ ‌‌ଖ‌ଡ଼୍‌ଗରେ ନିହତ ହେବ ନାହିଁ। ମାତ୍ର ତୁମ୍ଭେ ରକ୍ଷା ପାଇବ ଓ ବଞ୍ଚିବ। ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ୱାସ ରଖିଛ।’” ଏହି ବାକ୍ୟ ସଦାପ୍ରଭୁଙ୍କଠାରୁ ଆସିଥିଲା।

ଏବ୍ରୀ 3

ମୋଶାଙ୍କଠାରୁ ଯୀଶୁ ମହାନ

ଅତଏବ ତୁମ୍ଭେମାନେ ସମସ୍ତେ ଯୀଶୁଙ୍କଠାରେ ମନ ଦିଅ। ପରମେଶ୍ୱର ତାହାଙ୍କୁ ଆମ୍ଭପାଖକୁ ପଠାଇଛନ୍ତି। ସେ ଆମ୍ଭ ବିଶ୍ୱାସର ମହାଯାଜକ। ମୋ’ ପବିତ୍ର ଭାଇ ଓ ଭଉଣୀମାନେ, ମୁଁ ଏ କଥା ତୁମ୍ଭମାନଙ୍କୁ କହୁଛି ଯେ, ପରମେଶ୍ୱର ତୁମ୍ଭମାନଙ୍କୁ ସମସ୍ତଙ୍କୁ ଆହ୍ୱାନ କରିଛନ୍ତି। ପରମେଶ୍ୱର ଯୀଶୁଙ୍କୁ ମହାଯାଜକ ସ୍ୱରୂପେ ଆମ୍ଭ ପାଖକୁ ପଠାଇଛନ୍ତି। ମୋଶାଙ୍କ ପରି ଯୀଶୁ ମଧ୍ୟ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ଥିଲେ। ଈଶ୍ୱରଙ୍କ ଗୃହରେ ଈଶ୍ୱର ଇଚ୍ଛା କରୁଥିବା ସମସ୍ତ କାର୍ଯ୍ୟ ସେ କଲେ। ଯେତେବେଳେ ଜଣେ ଲୋକ ଘରଟିଏ ତିଆରି କଲେ, ଲୋକେ ଘର ତୁଳନାରେ ସେହି ଲୋକକୁ ଅଧିକ ସମ୍ମାନ ଦିଅନ୍ତି। ଯୀଶୁଙ୍କ ପାଇଁ ମଧ୍ୟ ଏହା ପ୍ରଜୁଜ୍ୟ। ମୋଶାଙ୍କ ତୁଳନାରେ ଯୀଶୁ ଅଧିକ ସମ୍ମାନର ଯୋଗ୍ୟ। ପ୍ରତ୍ୟେକ ଘର କୌଣସି ଲୋକ ଦ୍ୱାରା ନିର୍ମିତ। କିନ୍ତୁ ପରମେଶ୍ୱର ସମସ୍ତ ବିଷୟ ନିର୍ମାଣ କରିଛନ୍ତି। ପରମେଶ୍ୱରଙ୍କ ଗୃହରେ ମୋଶା ଜଣେ ସେବକ ରୂପେ ବିଶ୍ୱସ୍ତ ଥିଲେ। ପରମେଶ୍ୱର ଭବିଷ୍ୟତରେ ଯାହାକିଛି କହିବେ, ସେ ଲୋକମାନଙ୍କୁ ସେହି କଥା କହିଥିଲେ। କିନ୍ତୁ ଖ୍ରୀଷ୍ଟ ପୁତ୍ର ଭାବେ ପରମେଶ୍ୱରଙ୍କ ଗୃହର ତତ୍ତ୍ୱାବଧାନରେ ବିଶ୍ୱସ୍ତ ଥିଲେ। ଆମ୍ଭେ ବିଶ୍ୱାସୀଗଣ ପରମେଶ୍ୱରଙ୍କ ଗୃହ ପରିବାର ସ୍ୱରୂପ ଅଟୁ। ଯଦି ଆମ୍ଭେ ସେହି ମହତ୍ ଆଶାର ଅପେକ୍ଷାରେ ଦୃଢ଼ ଓ ଅଟଳ ରହିବା, ତା’ହେଲେ ଆମ୍ଭ ଅନ୍ତରରେ ପରମେଶ୍ୱର ବାସ କରିବେ।

ଆମ୍ଭେ ପରମେଶ୍ୱରଙ୍କୁ ଅନୁସରଣ କରି ଗ୍ଭଲିଥିବା

ଅତଏବ ପବିତ୍ରଆତ୍ମା କୁହନ୍ତି:

“ଯଦି ତୁମ୍ଭେମାନେ “ଆଜି’ ପରମେଶ୍ୱରଙ୍କ ବାକ୍ୟ ଶୁଣ,
    ତେବେ ମରୁଭୂମିରେ ପରମେଶ୍ୱରଙ୍କୁ ପରୀକ୍ଷା କରିବା ଦିନ
ଯେପ୍ରକାର ପରମେଶ୍ୱରଙ୍କ ବିରୁଦ୍ଧରେ ଥିଲେ,
    ସେପ୍ରକାର ପୂର୍ବପରି ତୁମ୍ଭମାନଙ୍କ ହୃଦୟ କଠିନ ନ କର।
ଗ୍ଭଳିଶ୍ ବର୍ଷ ଧରି ତୁମ୍ଭ ଲୋକମାନେ ମରୁଭୂମିରେ ମୋର କାର୍ଯ୍ୟ ଗୁଡ଼ିକ ଦେଖିଲେ।
    ତଥାପି ସେମାନେ ମୋ’ ଧୈର୍ଯ୍ୟର ପରୀକ୍ଷା ନେଲେ।
10 ସେଥିପାଇଁ ମୁଁ ସେହି ଲୋକମାନଙ୍କ ପ୍ରତି କ୍ରୁଦ୍ଧ ଥିଲି।
    ମୁଁ କହିଥିଲି, ସେ ଲୋକମାନଙ୍କର ଚିନ୍ତାଧାରା ସର୍ବଦା ଭୁଲ୍ ଅଟେ।
    ସେମାନେ ମୋର ମାର୍ଗ ବୁଝନ୍ତି ନାହିଁ।
11 ଅତଏବ ମୁଁ କ୍ରୋଧରେ ପ୍ରତିଜ୍ଞା କରି କହିଥିଲି –
    ‘ସେ ଲୋକମାନେ କେବେ ହେଲେ ମୋର ବିଶ୍ରାମସ୍ଥଳରେ [a] ପ୍ରବେଶ କରିବେ ନାହିଁ।’” (A)

12 ଅତଏବ ଭାଇ ଓ ଭଉଣୀମାନେ, ତୁମ୍ଭ ମଧ୍ୟରେ କେହି ପାପ ନ କର, ଅବିଶ୍ୱାସୀ ନ ହୁଅ, ଓ ଜୀବିତ ପରମେଶ୍ୱରଙ୍କ ପ୍ରତି ବିମୁଖ ନ ହୁଅ, ଏଥିପାଇଁ ସାବଧନା ରୁହ। 13 କିନ୍ତୁ ପରସ୍ପରକୁ ପ୍ରତିଦିନ ଉତ୍ସାହିତ କର। “ଆଜିଦିନରେ” ପ୍ରଭୁଙ୍କ ପ୍ରତି ମନ ଦିଅ। ପାପର ଛଳନାପୂର୍ଣ୍ଣ ପ୍ରଲୋଭନରେ ପଡ଼ି ଲୋକେ ଯେପରି ହୃଦୟ କଠିନ ନ କରନ୍ତି, ଏଥିପାଇଁ ପରସ୍ପରକୁ ସାହାଯ୍ୟ କର। 14 କାରଣ ପ୍ରାରମ୍ଭରୁ ତୁମ୍ଭର ଯେଉଁ ଦୃଢ଼ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ବଜାୟ ରଖିବ, ତାହାହେଲେ ଯୀଶୁ ଖ୍ରୀଷ୍ଟଙ୍କ ସମସ୍ତ ଅଧିକାରରେ ସହଭାଗୀ ହେବ। 15 ଏହା ହିଁ ଶାସ୍ତ୍ର ମଧ୍ୟ କୁହେ:

“ତୁମ୍ଭେମାନେ ଯଦି ଆଜି ପରମେଶ୍ୱରଙ୍କ ବାକ୍ୟ ଶୁଣ,
    ତା’ହେଲେ ଅତୀତରେ ଯେପରି ତୁମ୍ଭେମାନେ ପରମେଶ୍ୱରଙ୍କ ବିରୁଦ୍ଧାଚରଣ କରିଥିଲ, ସେହିପରି ଆପଣା ହୃଦୟ କଠିନ ନ କର।” (B)

16 ପରମେଶ୍ୱରଙ୍କ ବାକ୍ୟ ଶୁଣି କେଉଁମାନେ ତାହାଙ୍କର ବିରୁଦ୍ଧାଚରଣ କରିଥିଲେ? ଯେଉଁମାନେ ମୋଶାଙ୍କ ଦ୍ୱାରା ମିଶର ଦେଶରୁ ବାହାରି ଆସିଥିଲେ, ଏମାନେ ସେହି ଲୋକ ଅଟନ୍ତି। 17 ପରମେଶ୍ୱର ଗ୍ଭଳିଶ୍ ବର୍ଷ ଧରି ତାହା ପ୍ରତି କ୍ରୋଧ କରିଥିଲେ? ଯେଉଁମାନେ ପାପ କରିଥିଲେ ସେମାନଙ୍କ ପ୍ରତି ପରମେଶ୍ୱର କ୍ରୋଧ କରିଥିଲେ। ସେମାନେ ମରୁଭୂମିରେ ମଲେ। 18 ପରମେଶ୍ୱରଙ୍କର କେଉଁ ଲୋକମାନେ ତାହାଙ୍କର ବିଶ୍ରାମସ୍ଥଳରେ ପ୍ରବେଶ କରିବେ ନାହିଁ ବୋଲି ପ୍ରତିଜ୍ଞା କରିଥିଲେ? ପରମେଶ୍ୱରଙ୍କ ଆଜ୍ଞାର ଅବାଧ୍ୟ ହେଉଥିବା ଲୋକମାନଙ୍କୁ ସେ ଏହା କହିଥିଲେ। 19 ଅତଏବ ଆମ୍ଭେ ଦେଖୁଛୁ ଯେ, ସେମାନେ ନିଜ ଅବିଶ୍ୱାସ ହେତୁ ସେଠାରେ ପ୍ରବେଶ କରିବା ପାଇଁ ଅସମର୍ଥ ହେଲେ।

Oriya Bible: Easy-to-Read Version (ERV-OR)

2010 by World Bible Translation Center