Old/New Testament
ଦାନିୟେଲଙ୍କୁ ବାବିଲକୁ ନିଆଗଲା
1 ଯିହୁଦାର ରାଜା ଯିହୋୟାକୀମ୍ର ରାଜତ୍ୱର ତୃତୀୟ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର ସୈନ୍ୟବାହିନୀ ସହ ଆସି ଯିରୁଶାଲମକୁ ଅବରୋଧ କଲା। 2 ବର୍ତ୍ତମାନ ସଦାପ୍ରଭୁ ଯିହୋୟାକୀମ୍କୁ ପରାସ୍ତ କରିବା ପାଇଁ ନବୂଖଦ୍ନିତ୍ସରଙ୍କୁ ଅନୁମତି ଦେଲେ ଏବଂ ସେ କିଛି ପାତ୍ର ପରମେଶ୍ୱରଙ୍କ ମନ୍ଦିରରୁ ନେଇଗଲେ। ସେ ଶିନିୟର ଭୂମିକୁ ସବୁଗୁଡ଼ିକୁ ବହନ କରି ନେଲେ ଏବଂ ଆରଣା ଦେବତାମାନଙ୍କ ମନ୍ଦିର ଭଣ୍ତାରଗୃହରେ ସେସବୁ ରଖି ଦେଲେ।
3 ତା’ପରେ ରାଜା ନବୂଖଦ୍ନିତ୍ସର ଅସ୍ପନସ୍କୁ ଏକ ଆଦେଶ ଦେଲେ। ଅସ୍ପନସ୍ ସେବାରେ ଜଣେ ନପୁଂସକାଧିପତି ଥିଲେ। ରାଜା କେତେକ ଇସ୍ରାଏଲର ସନ୍ତାନମାନଙ୍କୁ ରାଜପ୍ରାସାଦକୁ ଆଣିବା ପାଇଁ କହିଲେ। ନବୂଖଦ୍ନିତ୍ସର କେବଳ ମହତ୍ତ୍ୱପୂର୍ଣ୍ଣ ପରିବାରରୁ ଯିହୁଦୀ ଲୋକମାନଙ୍କୁ ଓ ଇସ୍ରାଏଲ ବଂଶରୁ ରାଜାମାନଙ୍କୁ ଗ୍ଭହିଁଲେ। 4 ରାଜା ଯିହୋୟାକୀମ୍ ଗ୍ଭହିଁଲେ ସ୍ୱାସ୍ଥ୍ୟବାନ୍, ସୁନ୍ଦର ଯୋଗ୍ୟ ଏବଂ ଜ୍ଞାନୀ ଯିହୁଦୀ ବାଳକମାନେ ଯେଉଁମାନେ ରାଜକୀୟ ସ୍ଥାନରେ ଠିଆ ହେବାକୁ ଯୋଗ୍ୟ ଥିଲେ ଏବଂ ଅସ୍ପନସ୍ ନପୁଂସକାଧିପତି ଭାଷା ଏବଂ କଲ୍ଦୀୟ ଲୋକମାନଙ୍କର ଲେଖା ଶିଖାଇବାକୁ ପଗ୍ଭରିଲେ।
5 ଏବଂ ରାଜା ସେହିସବୁ ଯୁବକମାନଙ୍କୁ ରାଜକୀୟ ଖାଦ୍ୟ ଓ ପାନୀୟ ଦେଲେ। ସେ ତିନି ବର୍ଷ ଯାଏ ସେମାନଙ୍କୁ ଖାଦ୍ୟ ଦେବା ସହିତ ଯତ୍ନ ନେଲେ ଓ ରାଜାଙ୍କୁ ସେବା କରିବା ପାଇଁ ସେମାନଙ୍କୁ ତାଲିମ ପ୍ରାପ୍ତ ହେବାକୁ ଗ୍ଭହିଁଲେ। 6 ଏହି ଯୁବକମାନଙ୍କ ମଧ୍ୟରେ ଯିହୁଦା ପରିବାରବର୍ଗୀୟ ଦାନିୟେଲ, ହନାନିୟ, ମୀଶାୟେଲ ଓ ଅସରିୟ ଥିଲେ। 7 ପୁଣି ସେହି ନପୁଂସକାଧିପତି ଅସ୍ପନସ୍ ଯିହୁଦାର ଯୁବକମାନଙ୍କୁ ନୂଆ ବାବିଲୀୟ ନାମ ଦେଲେ। ସେ ଦାନିୟେଲଙ୍କୁ ବେଲ୍ଟଶତ୍ସର, ହନାନିୟଙ୍କୁ ଶଦ୍ରକ୍, ମୀଶାୟେଲଙ୍କୁ ମୈଶକ ଓ ଅସରିୟଙ୍କୁ ଅବେଦ୍-ନଗୋ ନାମ ଦେଲେ।
8 ମାତ୍ର ଦାନିୟେଲ ସେହି ରାଜକୀୟ ଖାଦ୍ୟ ଖାଇ ଓ ଦ୍ରାକ୍ଷାରସ ପାନ କରି ନିଜକୁ ଅଶୁଚି କରିବାକୁ ଇଚ୍ଛା କଲେ ନାହିଁ। ଏଣୁ ସେ ନପୁଂସକାଧିପତିକୁ ନିବେଦନ କଲେ ଓ ସେ ଅନ୍ୟାନ୍ୟ ଖାଦ୍ୟ ଖାଇ ପାରିବେ କି ବୋଲି ପଗ୍ଭରିଲେ, ଯାହାଫଳରେ ସେ ଅଶୁଚି ହେବେ ନାହିଁ।
9 ସେତେବେଳେ ପରମେଶ୍ୱର ସେହି ନପୁଂସକାଧିପତିର ଦୃଷ୍ଟିରେ ଦାନିୟେଲଙ୍କୁ ଅନୁଗ୍ରହ ଓ ଦୟାର ପାତ୍ର କଲେ। 10 କିନ୍ତୁ ସେହି ନପୁଂସକାଧିପତି ଦାନିୟେଲଙ୍କୁ କହିଲା, “ମୁଁ ମୋର ମୁନିବ ରାଜାଙ୍କୁ ଭୟ କରେ। ଯଦି ତୁମ୍ଭେମାନେ ସେ ଆଦେଶ କରିଥିବା ଖାଦ୍ୟ ଓ ପାନୀୟ ଗ୍ରହଣ ନ କର, ତୁମ୍ଭେମାନେ ରୁଗ୍ଣ ଦେଖାଯିବ ଓ ଦୁର୍ବଳ ଅନୁଭବ କରିବ। ଯଦି ତୁମ୍ଭେମାନେ ଅନ୍ୟମାନଙ୍କଠାରୁ ଶୁଖିଲା ଦେଖାଯାଅ, ରାଜା ମୋ’ ଉପରେ ରାଗିବେ ଏବଂ ମୋର ମୁଣ୍ତ କାଟ କରିବେ। ତା’ପରେ ତୁମ୍ଭେମାନେ ଏହି ଅପରାଧ ପାଇଁ ଦୋଷୀ ସାବ୍ୟସ୍ତ ହେବ।”
11 ତା’ପରେ ଦାନିୟେଲ, ଗୃହରକ୍ଷୀମାନଙ୍କୁ କହିଲେ, ଯେଉଁ ନପୁଂସକାଧିପତି, ଦାନିୟେଲ, ହନାନିୟ, ମୀଶାୟେଲ ଓ ଅସରିୟ ଉପରେ ଦୃଷ୍ଟି ରଖିବାକୁ ନିଯୁକ୍ତ କରାଯାଇଥିଲା। 12 ସେ କହିଲେ, “ଦୟାକରି ଆମ୍ଭମାନଙ୍କୁ ଦଶ ଦିନ ପାଇଁ ପରୀକ୍ଷା କରନ୍ତୁ। ଆମ୍ଭମାନଙ୍କୁ ଭୋଜନ ନିମନ୍ତେ ପନିପରିବା ଓ ପିଇବା ନିମନ୍ତେ ଜଳ ଦିଅନ୍ତୁ। 13 ପୁଣି ଦଶ ଦିନ ପରେ ଆମ୍ଭମାନଙ୍କୁ ସେହି ରାଜକୀୟ ଭକ୍ଷ୍ୟ ଓ ପାନୀୟ ଗ୍ରହଣ କରୁଥିବା ଯୁବକମାନଙ୍କ ସହିତ ତୁଳନା କରାଯାଉ, ଆଉ କିଏ ଅଧିକ ସ୍ୱାସ୍ଥ୍ୟବାନ୍ ଦେଖାଯିବ। ତା’ପରେ ତୁମ୍ଭେ ବିଗ୍ଭର କରି ଏହି ଦାସମାନଙ୍କ ପ୍ରତି ବ୍ୟବହାର କରିବା ହେବେ।”
14 ତେଣୁ ଗୃହରକ୍ଷୀ ଏ ବିଷୟରେ ଏକମତ ହୋଇ, ଦାନିୟେଲ, ହନାନିୟ, ମୀଶାୟେଲ ଏବଂ ଅସରିୟଙ୍କୁ ଦଶ ଦିନ ପର୍ଯ୍ୟନ୍ତ ପରୀକ୍ଷା କଲେ। 15 ଆଉ ଦଶ ଦିନ ପରେ ଦେଖାଗଲା ସେମାନେ ରାଜକୀୟ ଭକ୍ଷ୍ୟଣକାରୀଙ୍କଠାରୁ ଅଧିକ ସୁସ୍ଥ ସବଳ ଓ ହୃଷ୍ଟପୁଷ୍ଟ ଦେଖାଗଲେ। 16 ଏଥିରେ ଗୃହରକ୍ଷୀ ସେମାନଙ୍କର ସେହି ରାଜକୀୟ ଭକ୍ଷ୍ୟ ଓ ଦ୍ରାକ୍ଷାରସ ପାନୀୟ ବନ୍ଦ କରି ସେମାନଙ୍କୁ ପୂର୍ବପରି ଶାକାହାର ଦେଲେ।
17 ଆଉ ପରମେଶ୍ୱର ସେହି ଗ୍ଭରି ଯୁବକଙ୍କୁ ଜ୍ଞାନ ଏବଂ ବିଭିନ୍ନ ଲେଖନି ଓ ବିଜ୍ଞାନ ଶିକ୍ଷା ପାଇଁ ଯୋଗ୍ୟତା ପ୍ରଦାନ କଲେ। ପୁଣି ଦାନିୟେଲ ସମସ୍ତ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।
18 ରାଜା ତିନି ବର୍ଷରେ ସେମାନେ ତାଲିମପ୍ରାପ୍ତ ହେବେ ବୋଲି ଇଚ୍ଛା କରିଥିଲେ। ତାହା ଶେଷ ହେଲା ପରେ ନପୁଂସକାଧିପତି ସେମାନଙ୍କୁ ନବୂଖଦ୍ନିତ୍ସର ସମ୍ମୁଖକୁ ଆଣିଲା। 19 ରାଜା ସେମାନଙ୍କ ସହିତ ଆଳାପ କଲେ। ଆଉ ସେ ସମସ୍ତଙ୍କ ମଧ୍ୟରେ ଦାନିୟେଲ, ହନାନିୟ, ମୀଶାୟେଲ ଓ ଅସରିୟ ଅଧିକ ଦକ୍ଷ ଜଣା ଗଲେ। ତେଣୁ ସେମାନେ ରାଜାଙ୍କର ଦାସ ହେଲେ। 20 ଆଉ ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀୟ ଯେକୌଣସି ବିଷୟରେ ରାଜା ସେହି ଗ୍ଭରି ଯୁବକଙ୍କୁ ପଗ୍ଭରୁଥିଲେ, ସେମାନେ ବିଜ୍ଞ ଉତ୍ତର ଦେଉଥିଲେ। ରାଜା ସମଗ୍ର ରାଜ୍ୟରେ ସମସ୍ତ ମନ୍ତ୍ରଜ୍ଞ ଓ ଗଣକମାନଙ୍କ ଅପେକ୍ଷା ସେମାନେ ଦଶଗୁଣ ଅଧିକ ଜ୍ଞାନୀ ବୋଲି ଜାଣିଲେ। 21 ପୁଣି ଦାନିୟେଲ କୋରସ୍ ରାଜାର ପ୍ରଥମବର୍ଷ ପର୍ଯ୍ୟନ୍ତ ରହିଲେ।
ନବୂଖଦ୍ନିତ୍ସରଙ୍କ ସ୍ୱପ୍ନ
2 ଅନନ୍ତର ନବୂଖଦ୍ନିତ୍ସର ରାଜତ୍ୱର ଦ୍ୱିତୀୟ ବର୍ଷରେ କେତେକ ସ୍ୱପ୍ନ ଦେଖିଲେ। ଏଥିରେ ତାହାର ଆତ୍ମା ଉଦ୍ବିଗ୍ନ ହେଲା ଓ ସେ ଶୋଇ ପାରିଲେ ନାହିଁ। 2 ତେଣୁ ରାଜା ତାଙ୍କର ସ୍ୱପ୍ନ ଜଣାଇବା ନିମନ୍ତେ ମନ୍ତ୍ରୀଗଣ, ଗଣକ, ମାୟାବୀ ଓ କଲ୍ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲେ। ଏଥିରେ ସେମାନେ ଆସି ରାଜାଙ୍କ ସମ୍ମୁଖରେ ଠିଆ ହେଲେ।
3 ରାଜା ସେମାନଙ୍କୁ କହିଲେ, “ମୁଁ ଗୋଟିଏ ସ୍ୱପ୍ନ ଦେଖିଅଛି. ଆଉ ସେହି ସ୍ୱପ୍ନ ବୁଝିବା ପାଇଁ ମୋର ଆତ୍ମା ଉଦ୍ବିଗ୍ନ ହେଉଅଛି।”
4 ତା’ପରେ କଲ୍ଦୀୟମାନେ ଅରାମୀୟ ଭାଷାରେ ରାଜାଙ୍କୁ କହିଲେ, “ହେ ମହାରାଜ, ଚିରଜୀବି ହୁଅନ୍ତୁ, ଆପଣ ଏ ଦାସମାନଙ୍କୁ ସ୍ୱପ୍ନଟି କୁହନ୍ତୁ। ଆମ୍ଭେ ତାହାର ଅର୍ଥ ପ୍ରକାଶ କରିବୁ।”
5 ରାଜା କଲ୍ଦୀୟମାନଙ୍କୁ କହିଲେ, “ମୁଁ ଯାହା ସପ୍ନ ଦେଖିଥିଲି, ସେ ବିଷୟରେ ତୁମ୍ଭେମାନେ ମୋତେ କହିବା ଉଚିତ୍। ଏବଂ ତା’ପରେ ତୁମ୍ଭେମାନେ ମୋତେ ଏହାର ଅର୍ଥ କହିବା ଉଚିତ୍। ଯଦି ତୁମ୍ଭେମାନେ ସ୍ୱପ୍ନ ବିଷୟରେ ବା ଏହାର ଅର୍ଥ ମୋତେ ନ କୁହ, ମୁଁ ତୁମ୍ଭମାନଙ୍କୁ ହତ୍ୟା କରିବାକୁ ଆଦେଶ ଦେବି। ଏବଂ ତୁମ୍ଭର ଗୃହସବୁ ଧୂଳିସାତ କରି ଖତରେ ପରିଣତ କରାଯିବ। 6 ଆଉ ଯେବେ ତୁମ୍ଭେମାନେ ସ୍ୱପ୍ନ ଓ ତାହାର ଅର୍ଥ ପ୍ରକାଶ କର, ତେବେ ତୁମ୍ଭେମାନେ ମୋ’ଠାରୁ ଉପହାର, ପୁରସ୍କାର ଓ ସମ୍ମାନ ପାଇବ। ଏଣୁ ସେହି ସ୍ୱପ୍ନ ଓ ତାହାର ଅର୍ଥ ମୋତେ କୁହ।”
7 ପୁନର୍ବାର ବିଜ୍ଞ ବ୍ୟକ୍ତିମାନେ ରାଜାଙ୍କୁ କହିଲେ, “ମହାରାଜ, ଆପଣ ଦାସମାନଙ୍କୁ ସ୍ୱପ୍ନଟି ଜଣାନ୍ତୁ। ତାହାହେଲେ ଆମ୍ଭେମାନେ ତାହାର ଅର୍ଥ ପ୍ରକାଶ କରିବୁ।”
8 ରାଜା ଉତ୍ତର ଦେଇ କହିଲେ, “ମୁଁ ନିଶ୍ଚିତ ଜାଣେ ଯେ, ତୁମ୍ଭେମାନେ ଇଚ୍ଛା କରି କାଳବିଳମ୍ବ କରୁଛ, କାରଣ ତୁମ୍ଭେମାନେ ତାହା ଦେଖ ଯେ, ପୂର୍ବରୁ ଆଦେଶ ହୋଇଯାଇଛି। 9 ମାତ୍ର ତୁମ୍ଭେମାନେ ଯଦି ମୋତେ ସେହି ସ୍ୱପ୍ନ ବିଷୟରେ ନ ଜଣାଅ ତେବେ ତୁମ୍ଭେମାନେ ନିଶ୍ଚିତ ଦଣ୍ତ ପାଇବ। କାରଣ ସମୟ ଗଡ଼ାଇବା ପାଇଁ ତୁମ୍ଭେମାନେ ମୋ’ ସମ୍ମୁଖରେ ମିଥ୍ୟା ଓ ପ୍ରବଞ୍ଚନା ବାକ୍ୟ କହିବା ପାଇଁ ପ୍ରସ୍ତୁତ ହୋଇଅଛ। ଏଣୁ ତୁମ୍ଭେମାନେ ସ୍ୱପ୍ନଟି ମୋତେ କୁହ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋ’ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।”
10 କଲ୍ଦୀୟମାନେ ଉତ୍ତର ଦେଇ କହିଲେ, “ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ ଯେ କି ଆମ୍ଭମାନଙ୍କୁ ମହାରାଜାଙ୍କ ସ୍ୱପ୍ନ ବିଷୟ ପ୍ରକାଶ କରି ପାରିବ? କାରଣ କୌଣସି ରାଜା, ପ୍ରଭୁ କିମ୍ବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ, ଗଣକକୁ ଅଥବା କଲ୍ଦୀୟକୁ ଏପରି କଥା ପଗ୍ଭରି ନାହାନ୍ତି। 11 ଏବଂ ମହାରାଜ ଏକ ଅସାଧାରଣ ପ୍ରଶ୍ନ କରିଛନ୍ତି। କେବଳ ଦେବତାମାନେ ସେହି ପ୍ରଶ୍ନର ଉତ୍ତର ଦେଇ ପାରିବେ। କିନ୍ତୁ ଦେବତାମାନେ ଲୋକମାନଙ୍କ ସହିତ ବାସ କରନ୍ତି ନାହିଁ।”
12 ଏହି କାରଣରୁ ରାଜା କ୍ରୋଧିତ ଓ କୋପାନ୍ୱିତ ହୋଇ ବାବିଲର ସକଳ ବିଦ୍ୱାନ ଲୋକଙ୍କୁ ବଧ କରିବାକୁ ଆଜ୍ଞା ଦେଲେ। 13 ରାଜାଜ୍ଞା ଘୋଷଣା କରାଗଲା ଯେ, ବିଦ୍ୱାନ ଲୋକମାନେ ହତ ହେବେ। ଆଉ ରାଜାଙ୍କ ଲୋକମାନେ ଦାନିୟେଲ ଓ ତା’ର ସାଥୀମାନଙ୍କୁ ବଧ କରିବାକୁ ଅନ୍ୱେଷଣ କଲେ।
14 ଅରିୟୋକ୍ ନାମକ ଜଣେ ରାଜ ସେନାପତି ରାଜରକ୍ଷୀମାନଙ୍କର ନେତୃତ୍ୱ ନେଲେ। ସେ ଯେତେବେଳେ ବାବିଲୀୟ ବିଦ୍ୱାନମାନଙ୍କୁ ବଧ କରିବାକୁ ବାହାରିଲେ, ସେତେବେଳେ ଦାନିୟେଲ ତାଙ୍କୁ ଜ୍ଞାନରେ ଓ ସୁବିବେଚନାରେ ଉତ୍ତର ଦେଲେ। 15 ଦାନିୟେଲ ଅରିୟୋକ୍କୁ କହିଲେ, “ରାଜଦଣ୍ତ ଏତେ କଠୋର କାହିଁକି?”
ତେଣୁ ଅରିୟୋକ ରାଜାଙ୍କ ସ୍ୱପ୍ନ ବୃତ୍ତାନ୍ତ ଦାନିୟେଲଙ୍କୁ ବୁଝାଇ ଦେଲେ। 16 ଏଥିରେ ଦାନିୟେଲ ରାଜାଙ୍କ ନିକଟକୁ ଯାଇ ଆଉ କିଛି ଅଧିକ ସମୟ ଦେବାକୁ ନିବେଦନ କଲେ। ତାହାହେଲେ ସେ ରାଜାଙ୍କର ସ୍ୱପ୍ନର ଅର୍ଥ ତାଙ୍କ ନିକଟରେ ପ୍ରକାଶ କରିବେ।
17 ତା’ପରେ ଦାନିୟେଲ ସ୍ୱଗୃହକୁ ଯାଇ ତା’ର ସାଙ୍ଗ ହନାନୀୟ, ମୀଶାୟେଲ ଓ ଆସରିୟଙ୍କୁ ରାଜାଜ୍ଞା ବିଷୟରେ ସକଳ ବୃତ୍ତାନ୍ତ ଜଣାଇଲେ। 18 ଦାନିୟେଲ ତା’ର ସାଙ୍ଗମାନଙ୍କୁ ପରମେଶ୍ୱରଙ୍କ ଅନୁଗ୍ରହ ଲାଭ କରିବା ନିମନ୍ତେ ପ୍ରାର୍ଥନା କରିବାକୁ କହିଲେ। ସ୍ୱର୍ଗସ୍ଥ ପରମେଶ୍ୱର ନିଗୂଢ଼ ତଥ୍ୟ ଜଣାଇଲେ, ସେ ଓ ତା’ର ସାଙ୍ଗମାନେ ମୃତ୍ୟୁମୁଖରୁ ରକ୍ଷା ପାଇବେ।
19 ଏହା ପରେ ପରମେଶ୍ୱର ଦାନିୟେଲକୁ ଦର୍ଶନ ଦେଇ ଗୁପ୍ତ ବିଷୟରେ ଜଣାଇଲେ। ତହୁଁ ଦାନିୟେଲ ସ୍ୱର୍ଗସ୍ଥ ପରମେଶ୍ୱରଙ୍କୁ ଧନ୍ୟବାଦ କଲେ। 20 ଦାନିୟେଲ ପ୍ରଶଂସା କରି କହିଲେ,
“ପରମେଶ୍ୱରଙ୍କର ନାମ ସଦାସର୍ବଦା ଧନ୍ୟ ହେଉ;
କାରଣ ସମସ୍ତ ଜ୍ଞାନ ଓ ପରାକ୍ରମ ତାଙ୍କର।
21 ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି।
ସେ ରାଜାମାନଙ୍କୁ ପଦଚ୍ୟୁତ କରନ୍ତି
ଓ ରାଜାମାନଙ୍କୁ ରାଜପଦ ଦିଅନ୍ତି।
ସେ ଜ୍ଞାନୀମାନଙ୍କୁ ଜ୍ଞାନ
ଓ ବୁଦ୍ଧିମନ୍ତମାନଙ୍କୁ ସୁବିବେଚନା ଦିଅନ୍ତି।
22 ସେ ଗଭୀର ଓ ଗୁପ୍ତ ବିଷୟ ସବୁ ପ୍ରକାଶ କରି ପାରନ୍ତି।
ଯେହେତୁ ଜ୍ୟୋତିଃ ତାଙ୍କ ନିକଟରେ ବାସ କରେ।
ଅନ୍ଧକାରରେ ଯାହା ଅଛି ସେ ଜାଣନ୍ତି।
23 ହେ ମୋର ପୂର୍ବପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି।
ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ।
ତୁମ୍ଭକୁ ମୁଁ ଯାହା ନିବେଦନ କରିଅଛି, ତାହା ସମସ୍ତ ବିଷୟରେ ତୁମ୍ଭେ ମୋତେ ଜଣାଇ ଅଛ।
ତୁମ୍ଭେ ରାଜାଙ୍କ ବିଷୟରେ ଆମ୍ଭମାନଙ୍କୁ ସବୁକିଛି ଜଣାଇଅଛ।”
ଦାନିୟେଲ ସ୍ୱପ୍ନର ଅର୍ଥ ପ୍ରକାଶ କରନ୍ତି
24 ଦାନିୟେଲ ଅରିୟୋକ୍କୁ ଅନୁରୋଧ କଲେ ଯିଏ କି ବାବିଲୀୟ ବିଦ୍ୱାନଗଣଙ୍କୁ ବିନାଶ କରିବା ନିମନ୍ତେ ନିଯୁକ୍ତ ହୋଇଥିଲେ, “ଦୟାକରି ବାବିଲୀୟ ବିଦ୍ୱାନମାନଙ୍କୁ ହତ୍ୟା କର ନାହିଁ। ମୋତେ ରାଜାଙ୍କ ଛାମୁକୁ ନେଇ ଗ୍ଭଲ। ମୁଁ ରାଜାଙ୍କର ସ୍ୱପ୍ନ ବିଷୟରେ କହିବି ଓ ତାହାର ଅର୍ଥ ମଧ୍ୟ ପ୍ରକାଶ କରିବି।”
25 ତେଣୁ ଅରିୟୋକ୍ ଦାନିୟେଲଙ୍କୁ ଶୀଘ୍ର ରାଜା ଛାମୁକୁ ନେଲା ଏବଂ କହିଲା, “ଯିହୁଦାର ନିର୍ବାସିତ ସନ୍ତାନଗଣଙ୍କ ମଧ୍ୟରେ ମୁଁ ଜଣେ ବ୍ୟକ୍ତିଙ୍କୁ ପାଇଅଛି, ସେ ମହାରାଜାଙ୍କୁ ତାଙ୍କର ସ୍ୱପ୍ନର ଅର୍ଥ ଜଣାଇବେ।”
26 ରାଜା ସେହି ଦାନିୟେଲଙ୍କୁ ପ୍ରଶ୍ନ କଲେ, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ତୁମ୍ଭେ କ’ଣ ସ୍ୱପ୍ନ ଓ ତାହାର ଅର୍ଥ ମୋତେ ଜଣାଇପାରିବ?”
27 ଦାନିୟେଲ ରାଜାଙ୍କୁ ଉତ୍ତର ଦେଇ କହିଲା, “ମହାରାଜ, ଆପଣ ଯେଉଁ ନିଗୂଢ଼ କଥା ପଗ୍ଭରି ଅଛନ୍ତି, ତାହା ବିଦ୍ୱାନ୍ ଲୋକ କିଅବା ଗଣକ ଅବା ମନ୍ତ୍ରଜ୍ଞ ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରି ପାରନ୍ତି ନାହିଁ। 28 ମାତ୍ର ସ୍ୱର୍ଗସ୍ଥ ପରମେଶ୍ୱର ହିଁ କେବଳ ନିଗୂଢ଼ ବିଷୟମାନ ପ୍ରକାଶ କରି ପାରିବେ। ଆଉ ପରବର୍ତ୍ତୀ ସମୟରେ ଯାହା ଯାହା ଘଟିବ ତାହା ମଧ୍ୟ ପରମେଶ୍ୱର ନବୂଖଦ୍ନିତ୍ସରଙ୍କୁ ଜଣାଇ ଅଛନ୍ତି। ଏହିସବୁ ଆପଣଙ୍କ ସ୍ୱପ୍ନ ଥିଲା ଏବଂ ଏହି ଗୁଡ଼ିକୁ ଆପଣ ବିଛଣାରେ ଶୋଇଥିବା ବେଳେ ଦେଖିଲେ। 29 ହେ ମହାରାଜ, ଶଯ୍ୟା ଉପରେ ଆପଣ ଶୋଇଥିବା ବେଳେ ଭବିଷ୍ୟତରେ କ’ଣ ଘଟିବ ବୋଲି ଚିନ୍ତା କଲେ। ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେହି ପରମେଶ୍ୱର, ଯାହା ଭବିଷ୍ୟତରେ ଘଟିବ ତାହା ଦର୍ଶନରେ ପ୍ରକାଶ କଲେ। 30 ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମୋର ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ଼ ବିଷୟ ପରମେଶ୍ୱର ମୋ’ ନିକଟରେ ପ୍ରକାଶ କଲେ, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାଯିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମୋ’ ପ୍ରତି ପ୍ରକାଶିତ ହୋଇଅଛି।
31 “ହେ ମହାରାଜ, ଆପଣ ସ୍ୱପ୍ନରେ ଏକ ପ୍ରକାଣ୍ତ ପ୍ରତିମା ଦେଖିଲେ। ଏହା ଅତି ପରାକ୍ରମଶାଳୀ ଓ ଅତିଶୟ ତେଜୋବନ୍ତ। ସେହି ପ୍ରତିମା ଆପଣଙ୍କ ସମ୍ମୁଖରେ ଠିଆ ହେଲା ଓ ତହିଁର ଦୃଶ୍ୟ ଭୟଙ୍କର ଥିଲା। 32 ସେହି ପ୍ରତିମାର ମସ୍ତକ ଶୁଦ୍ଧ ସୁବର୍ଣ୍ଣମୟ, ତାହାର ବକ୍ଷ ଓ ବାହୁ ରୌପ୍ୟମୟ ଓ ତାହାର ଉଦର ଓ ଜଙ୍ଘ ପିତ୍ତଳମୟ ଥିଲା। 33 ତାହାର ଗୋଡ଼ଗୁଡ଼ିକ ଲୌହରେ ନିର୍ମିତ ହୋଇଥିଲା ଓ ପାଦର କିଛି ଅଂଶ ଲୌହରେ ଓ କିଛି ଅଂଶ ମୃତ୍ତିକାରେ ତିଆରି ହୋଇଥିଲା। 34 ଆପଣ ପ୍ରତିମାଟିକୁ ନିରୀକ୍ଷଣ କରୁଥିବା ସମୟରେ କର୍ତ୍ତିତ ହୋଇ ନ ଥିବା ଏକ ପ୍ରସ୍ତର ଶୂନ୍ୟରେ ଉଡ଼ିଆସି ସେହି ପ୍ରତିମାର ଲୌହ ଓ ମୃତ୍ତିକାମୟ ପାଦକୁ ଆଘାତ କରି ଖଣ୍ତ ବିଖଣ୍ତିତ କଲା। 35 ତା’ପରେ ସଙ୍ଗେ ସଙ୍ଗେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଖଣ୍ତ ଖଣ୍ତ ହୋଇ ଭାଙ୍ଗି ଗଲା। ଆଉ ସେ ସବୁ ଗ୍ରୀଷ୍ମକାଳୀନ ଖଳାର ତୁଷପରି ହେଲା। ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ତା’ର କିଛି ରହିଲା ନାହିଁ। ଆଉ ସେହି ପ୍ରତିମାକୁ ଆଘାତ କରିଥିବା ପ୍ରସ୍ତର ଏକ ପର୍ବତ ପରି ବଢ଼ିଲା ଓ ତାହା ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା।
36 “ସ୍ୱପ୍ନଟି ଏହି, ବର୍ତ୍ତମାନ ଆମ୍ଭେମାନେ ମହାରାଜାଙ୍କୁ ତା’ର ଅର୍ଥ ଜଣାଇବୁ। 37 ହେ ମହାରାଜ, ଆପଣ ଜଣେ ମହାନ ରାଜା। ସ୍ୱର୍ଗସ୍ଥ ପରମେଶ୍ୱର ଆପଣଙ୍କୁ ରାଜ୍ୟ, ପରାକ୍ରମ, କ୍ଷମତା ଓ ମହିମା ଦେଇଅଛନ୍ତି। 38 ପୃଥିବୀସ୍ଥ ମନୁଷ୍ୟ, ତନ୍ମଧ୍ୟସ୍ଥ ଭୂଚର ପଶୁଗଣ ଓ ଆକାଶର ପକ୍ଷୀଗଣ ପରମେଶ୍ୱରଙ୍କ ଶକ୍ତିଦ୍ୱାରା ତୁମ୍ଭର ଶାସନାଧୀନ ଅଟନ୍ତି। ଆଉ ସେମାନଙ୍କ ଉପରେ ଆପଣଙ୍କୁ କର୍ତ୍ତୃତ୍ୱ ଦେଇଅଛନ୍ତି। ଆପଣ ହିଁ ସେହି ପ୍ରତିମାର ସୁବର୍ଣ୍ଣମୟ ମସ୍ତକ ଅଟନ୍ତି।
39 “ପୁଣି ଆପଣଙ୍କ ପରେ ଆପଣଙ୍କଠାରୁ ଏକ ନ୍ୟୁନ ରାଜ୍ୟ ଉଠିବ ଓ ତାହା ହେଉଛି ରୌପ୍ୟମୟ ଅଂଶ ଓ ତାହାପରେ ପିତ୍ତଳମୟ ତୃତୀୟ ଏକ ରାଜ୍ୟ ଉଠିବ, ତାହା ସମଗ୍ର ପୃଥିବୀ ଉପରେ କର୍ତ୍ତୃତ୍ୱ କରିବ। 40 ପୁଣି ତାହାପରେ ଚତୁର୍ଥରାଜ୍ୟ ଲୌହପରି ଶକ୍ତିଶାଳୀ ହେବ। ଲୌହ ଯେପରି ସମସ୍ତ ଦ୍ରବ୍ୟକୁ ଖଣ୍ତ ଖଣ୍ତ କରି ଚୂର୍ଣ୍ଣ କରେ, ସେହିପରି ସେ ରାଜ୍ୟ ଅନ୍ୟ ସମସ୍ତ ରାଜ୍ୟକୁ ଖଣ୍ତ ଖଣ୍ତ କରି ଧୂଳିସାତ୍ କରିବ।
41 “ଆପଣ ଯେପରି ଦେଖିଲେ ସେ ପାଦ ଓ ପାଦର ଅଙ୍ଗୁଳି ଆଂଶିକ ଲୌହମୟ ଓ ଆଂଶିକ ମୃତ୍ତିକାମୟ ଥିଲା। ସେହିପରି ସେ ରାଜ୍ୟ ବିଭକ୍ତ ହେବ। ମାତ୍ର ତହିଁରେ ଲୌହର ଦୃଢ଼ତା ରହିବ କାରଣ କର୍ଦ୍ଦମରେ ଲୌହ ମିଶ୍ରିତ ଥିବାର ଆପଣ ଦେଖିଲେ। 42 ଯେପରି ପାଦର ଅଙ୍ଗୁଳିସବୁକିଛି ଲୌହମୟ ଓ କିଛି ମୃର୍ତ୍ତିକାମୟ ଥିଲା, ସେହିପରି ରାଜ୍ୟର ଏକ ଅଂଶ ସୁଦୃଢ଼ ଓ ଅନ୍ୟ ଅଂଶ ଦୁର୍ବଳ ହେବ। 43 କିନ୍ତୁ ଲୌହ ଯେପରି ମୃତ୍ତିକାରେ ସମ୍ପୂର୍ଣ୍ଣ ଭାବରେ ମିଶ୍ରିତ ହୁଏ ନାହିଁ, ସେହିପରି ରାଜ୍ୟଗୁଡ଼ିକର ଲୋକମାନେ ମିଶି ଯିବେ ମାତ୍ର ଏକତ୍ରିତ ହୋଇ ପାରିବେ ନାହିଁ।
44 “ଚତୁର୍ଥ ରାଜ୍ୟର ରାଜତ୍ୱ ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ। ସେହି ରାଜ୍ୟ ଅନନ୍ତକାଳସ୍ଥାୟୀ ହୋଇ ରହିବ। ଆଉ ମଧ୍ୟ ତାହା ଅନ୍ୟ ହାତକୁ ଯିବ ନାହିଁ। ଆଉ ଏହା ଅନ୍ୟ ସମସ୍ତ ରାଜ୍ୟଗୁଡ଼ିକୁ ଧ୍ୱଂସ କରି ଦେବ।
45 “ଏବଂ ଆପଣ ସ୍ୱପ୍ନରେ ଦେଖିଲେ କୌଣସି ଲୋକଦ୍ୱାରା ଛେଦିତ ହୋଇ ନ ଥିବା ଏକ ପ୍ରସ୍ତର ପର୍ବତରୁ ଆସିଲା ଓ ସେହି ପ୍ରସ୍ତର ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା। ତେଣୁ ଯାହା ଏହା ପରେ ଘଟିବ ତାହା ମହାନ ପରମେଶ୍ୱର ଆପଣଙ୍କୁ ଜଣାଇଲେ। ଆଉ ଏହି ସ୍ୱପ୍ନ ନିଶ୍ଚିତ ଓ ତାହାର ଅର୍ଥ ସତ୍ୟ।”
46 ସେତେବେଳେ ରାଜା ନବୂଖଦ୍ନିତ୍ସର ମୁହଁ ମାଡ଼ି ପଡ଼ି ଦାନିୟେଲଙ୍କୁ ପ୍ରଣାମ କଲା ଓ ଲୋକମାନଙ୍କୁ ଦାନିୟେଲ ଉଦ୍ଦେଶ୍ୟରେ ନୈବେଦ୍ୟ ଓ ସୁଗନ୍ଧି ଧୂପ ଉତ୍ସର୍ଗ କରିବାକୁ ଆଦେଶ କଲା। 47 ତତ୍ପରେ ଦାନିୟେଲଙ୍କୁ ରାଜା କହିଲେ, “ମୁଁ ଜାଣେ ତୁମ୍ଭର ପରମେଶ୍ୱର ସମସ୍ତ ଈଶ୍ୱରଗଣର ପରମେଶ୍ୱର ଓ ରାଜଗଣର ସଦାପ୍ରଭୁ ଓ ଯେ ଗୁପ୍ତ ବିଷୟଗୁଡ଼ିକର ପ୍ରକାଶକୁ ଆଣନ୍ତି। କାରଣ ତୁମ୍ଭେ ମୋତେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ଅଟ।”
48 ତା’ପରେ ରାଜା ଦାନିୟେଲଙ୍କୁ ତାଙ୍କ ରାଜ୍ୟରେ ଏକ ମହାନ କାର୍ଯ୍ୟରେ ନିଯୁକ୍ତି କଲେ ଓ ବହୁମୂଲ୍ୟ ଉପହାରମାନ ଦେଲେ। ଆଉ ବାବିଲ ପ୍ରଦେଶ ଉପରେ ତାଙ୍କୁ ସମସ୍ତ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ସବୁ ବିଦ୍ୱାନ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲେ। 49 ପୁଣି ଦାନିୟେଲଙ୍କ ଆବେଦନ କ୍ରମେ ରାଜା ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋଙ୍କୁ ବାବିଲ ପ୍ରଦେଶର କେତେକ ମୁଖ୍ୟ କର୍ମଗ୍ଭରୀରୂପେ ନିଯୁକ୍ତ କଲେ। ମାତ୍ର ଦାନିୟେଲ ଜଣେ ପ୍ରଧାନ ଅଧିପତି ହୋଇ ରାଜ ଦ୍ୱାରରେ ରହିଲେ।
ଭଣ୍ଡ ଶିକ୍ଷକଙ୍କ ପ୍ରତି ସାବଧାନ
4 ପ୍ରିୟ ବନ୍ଧୁମାନେ, ଏ ଜଗତର ଗ୍ଭରିଆଡ଼େ ବହୁତ ଭଣ୍ଡ ଭାବବାଦୀ ବର୍ତ୍ତମାନ ଅଛନ୍ତି। ତେଣୁ ପ୍ରତ୍ୟେକ ଆତ୍ମାକୁ ବିଶ୍ୱାସ କର ନାହିଁ, ବରଂ ସେମାନେ ପରମେଶ୍ୱରଙ୍କଠାରୁ ଆଗତ କି ନା, ଏହା ପରୀକ୍ଷା କରି ଦେଖ। 2 ଏହି ପ୍ରକାରେ ତୁମ୍ଭେମାନେ ପରମେଶ୍ୱରଙ୍କର ଆତ୍ମାକୁ ଚିହ୍ନି ପାରିବ: ଏକ ଆତ୍ମା କହିବ ଯେ, “ମୁଁ ବିଶ୍ୱାସ କରେ ଯେ ଯୀଶୁ ହିଁ ଖ୍ରୀଷ୍ଟ ଅଟନ୍ତି ଓ ସେ ଏ ଜଗତକୁ ମନୁଷ୍ୟ ରୂପ ଧାରଣ କରି ଆସିଥିଲେ,” ସେହି ଆତ୍ମା ପରମେଶ୍ୱରଙ୍କଠାରୁ ଆଗତ। 3 ଅନ୍ୟ ଆତ୍ମା ଯୀଶୁଙ୍କ ବିଷୟରେ ଏପରି ସାକ୍ଷ୍ୟ ଦିଅନ୍ତି ନାହିଁ, ସେହି ଆତ୍ମା ପରମେଶ୍ୱରଙ୍କଠାରୁ ଆସି ନାହିଁ, ସେମାନେ ଖ୍ରୀଷ୍ଟଙ୍କର ଶତ୍ରୁ। ଖ୍ରୀଷ୍ଟଙ୍କ ଶତ୍ରୁ ଆସିବା ସମ୍ବନ୍ଧରେ ତୁମ୍ଭେମାନେ ଶୁଣିଛ ଏବଂ ସେ ବର୍ତ୍ତମାନ ଏହି ସଂସାର ଭିତରେ ରହିଛି।
4 ପିଲାମାନେ! ତୁମ୍ଭେମାନେ ପରମେଶ୍ୱରଙ୍କର ଅଟ। ସେଥିପାଇଁ ତୁମ୍ଭେମାନେ ସେମାନଙ୍କୁ (ଭଣ୍ଡ ଶିକ୍ଷକମାନଙ୍କୁ) ପରାସ୍ତ କରିଛ କାରଣ ତୁମ୍ଭ ମଧ୍ୟରେ ଯେ ଅଛନ୍ତି, ସେ ଜାଗତିକ ଲୋକମାନଙ୍କଠାରେ ଥିବା ଶୟତାନଠାରୁ ମଧ୍ୟ ମହାନ୍। 5 ସେହି ଲୋକମାନେ ଜଗତର ଅଟନ୍ତି। ସେଥିପାଇଁ ସେମାନଙ୍କର କଥାଗୁଡ଼ିକ ଜାଗତିକ ଅଟେ। ଏବଂ ଜଗତ ସେମାନଙ୍କ କଥା ଶୁଣେ। 6 କିନ୍ତୁ ଆମ୍ଭେ ସବୁ ପରମେଶ୍ୱରଙ୍କର। ତେଣୁ ପରମେଶ୍ୱରଙ୍କୁ ଜାଣିଥିବା ଲୋକ ଆମ୍ଭ କଥା ଶୁଣେ। ଯେଉଁ ଲୋକ ପରମେଶ୍ୱରଙ୍କର ନୁହେଁ, ସେ ଆମ୍ଭ କଥା ଶୁଣେ ନାହିଁ। ଏହିପରି ଭାବରେ ଆମ୍ଭେ ସତ୍ୟମୟ ଆତ୍ମା ଓ ଲୋକମାନଙ୍କୁ ବିଭ୍ରାନ୍ତ କରୁଥିବା ଆତ୍ମାକୁ ଚିହ୍ନି ପାରିବା।
ପ୍ରେମ ପରମେଶ୍ୱରଙ୍କଠାରୁ ଆସେ
7 ପ୍ରିୟ ବନ୍ଧୁମାନେ, ଆମ୍ଭେ ସବୁ ପରସ୍ପରକୁ ଭଲ ପାଇବା ଉଚିତ୍, କାରଣ ପ୍ରେମ ପରମେଶ୍ୱରଙ୍କଠାରୁ ଆସେ। ଯେଉଁ ଲୋକ ପ୍ରେମ କରେ, ସେ ପରମେଶ୍ୱରଙ୍କର ସନ୍ତାନ ହୁଏ ଓ ତାହାଙ୍କୁ ଜାଣିପାରେ। 8 ଯେଉଁ ଲୋକ ପ୍ରେମ କରେ ନାହିଁ, ସେ ପରମେଶ୍ୱରଙ୍କୁ ଜାଣେ ନାହିଁ, କାରଣ ପରମେଶ୍ୱର ତ ପ୍ରେମ। 9 ଏହିପରି ଭାବରେ ପରମେଶ୍ୱର ଆମ୍ଭକୁ ତାହାଙ୍କ ପ୍ରେମ ଦେଖାଇଛନ୍ତି। ସେ ତାହାଙ୍କର ଏକମାତ୍ର ପୁତ୍ରକୁ ଏ ଜଗତକୁ ପଠାଇଛନ୍ତି। ଯେପରି ଆମ୍ଭେ ତାହାଙ୍କ ମାଧ୍ୟମରେ ଜୀବନ ପାଇ ପାରିବା। 10 ଆମ୍ଭେମାନେ ଯେ ପରମେଶ୍ୱରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ଏହା ହେଉଛି ପ୍ରକୃତ ପ୍ରେମ। ପୁଣି ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ:
11 ଏହା ଦ୍ୱାରା ଆମ୍ଭ ପ୍ରତି ପରମେଶ୍ୱରଙ୍କ ମହାନ୍ ପ୍ରେମ ପ୍ରକାଶ ପାଏ। ତେଣୁ ପ୍ରିୟ ବନ୍ଧୁମାନେ, ଆମ୍ଭେମାନେ ମଧ୍ୟ ପରସ୍ପରକୁ ନିଶ୍ଚୟ ପ୍ରେମ କରିବା। 12 କେହି କେବେ ପରମେଶ୍ୱରଙ୍କୁ ଦେଖି ନାହିଁ। କିନ୍ତୁ ଯଦି ଆମ୍ଭେ ପରସ୍ପରକୁ ପ୍ରେମ କରିବା, ତେବେ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ବାସ କରିବେ ଓ ତାହାଙ୍କର ପ୍ରେମ ଆମ୍ଭଠାରେ ସିଦ୍ଧ ହେବ।
13 ଆମ୍ଭେ ଜାଣୁ ଯେ, ଆମ୍ଭେ ସବୁ ପରମେଶ୍ୱରଙ୍କଠାରେ ରହିଛୁ ଓ ସେ ଆମ୍ଭଠାରେ ଅଛନ୍ତି। ଆମ୍ଭେ ଏହା ଜାଣୁ, କାରଣ ପରମେଶ୍ୱର ଆମ୍ଭମାନଙ୍କୁ ତାଙ୍କର ପବିତ୍ରଆତ୍ମାଙ୍କୁ ଦେଇଛନ୍ତି। 14 ଆମ୍ଭେମାନେ ଦେଖିଅଛୁ ଯେ ପରମେଶ୍ୱର ଜଗତର ଉଦ୍ଧାର ପାଇଁ ଯେ ନିଜର ପୁତ୍ରଙ୍କୁ ପଠାଇଛନ୍ତି, ଆମ୍ଭେମାନେ ଏଥିର ସାକ୍ଷୀ। ବର୍ତ୍ତମାନ ମଧ୍ୟ ଆମ୍ଭେ ସେହି ସାକ୍ଷ୍ୟ ଦେଉଅଛୁ। 15 ଯଦି କେହି ବିଶ୍ୱାସ କରେ ଯେ, “ଯୀଶୁ ପରମେଶ୍ୱରଙ୍କର ପୁତ୍ର ଅଟନ୍ତି,” ତେବେ ପରମେଶ୍ୱର ତାଠାରେ ରହନ୍ତି ଓ ସେ ମଧ୍ୟ ପରମେଶ୍ୱରଙ୍କଠାରେ ରହେ। 16 ତେଣୁ ଆମ୍ଭେ ପରମେଶ୍ୱରଙ୍କ ପ୍ରେମକୁ ଜାଣିଛୁ ଓ ତହିଁରେ ଭରସା ରଖିଛୁ।
ପରମେଶ୍ୱର ତ ପ୍ରେମ। ଯେଉଁ ଲୋକ ପ୍ରେମରେ ସ୍ଥିର ରହେ, ସେ ପରମେଶ୍ୱରଙ୍କଠାରେ ସ୍ଥିର ରହେ ଓ ପରମେଶ୍ୱର ତାହାଠାରେ ବାସ କରନ୍ତି। 17 ଯଦି ଆମ୍ଭେ ପରମେଶ୍ୱରଙ୍କ ପ୍ରେମରେ ସ୍ଥିର ହୋଇ ରହୁ, ତେବେ ତାହାର ବିଗ୍ଭର ଦିନରେ ଆମ୍ଭେମାନେ ଭରସାଯୁକ୍ତ ହୋଇ ନିର୍ଭୟରେ ରହି ପାରିବା। ଏହି ଜଗତରେ ଆମ୍ଭେମାନେ ତାହାଙ୍କ (ଖ୍ରୀଷ୍ଟଙ୍କ) ଭଳି ହୋଇଥିବାରୁ, ନିର୍ଭୟରେ ରହିପାରିବା। 18 ପ୍ରେମରେ ଭୟ ନ ଥାଏ। ବରଂ ପରମେଶ୍ୱର ଦତ୍ତ ସିଦ୍ଧ ପ୍ରେମ ଭୟକୁ ଦୂର କରିଦିଏ। ଭୟ ସହିତ ଦଣ୍ଡର ସମ୍ପର୍କ ଥାଏ। ତେଣୁ ଯାହାର ଭୟ ଅଛି, ଈଶ୍ୱରଙ୍କ ପ୍ରେମ ତାହାଠାରେ ସିଦ୍ଧ ହୋଇ ନାହିଁ।
19 ପରମେଶ୍ୱର ଆମ୍ଭକୁ ପ୍ରଥମେ ପ୍ରେମ କରିବାରୁ ଆମ୍ଭେମାନେ ତାହାଙ୍କୁ ପ୍ରେମ କରିଲୁା 20 ଯଦି କେହି କହେ “ମୁଁ ପରମେଶ୍ୱରଙ୍କୁ ପ୍ରେମ କରେ,” କିନ୍ତୁ ନିଜ ଭାଇକୁ ଘୃଣା କରେ, ତେବେ ସେ ହେଉଛି ମିଥ୍ୟାବାଦୀ, କାରଣ ଯେଉଁ ଲୋକ ତାହାର ଦେଖିଥିବା ଭାଇକୁ ଭଲ ପାଏ ନାହିଁ, ତେବେ ଯେଉଁ ପରମେଶ୍ୱରଙ୍କୁ ସେ କେବେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରି ପାରିବ ନାହିଁ। 21 ଏହି ଆଜ୍ଞା ଆମ୍ଭେ ପରମେଶ୍ୱରଙ୍କଠାରୁ ପାଇଛୁ ଯେ ଯେକେହି ପରମେଶ୍ୱରଙ୍କୁ ପ୍ରେମ କରେ, ସେ ନିଜ ଭାଇକୁ ମଧ୍ୟ ପ୍ରେମ କରେ।
2010 by World Bible Translation Center