Old/New Testament
କାନ୍ଥ ଉପରେ ଲେଖା
5 ରାଜା ବେଲ୍ଶତ୍ସର ନିଜର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହା ଭୋଜି ପ୍ରସ୍ତୁତ କଲେ। ଆଉ ସେ ସହସ୍ରଙ୍କ ମଧ୍ୟରେ ରାଜା ଦ୍ରାକ୍ଷାରସ ପାନ କଲେ। 2 ବେଲ୍ଶତ୍ସର ଦ୍ରାକ୍ଷାରସ ପାନ କରୁଥିବା ବେଳେ ତାଙ୍କର ପିତା ନବୂଖଦ୍ନିତ୍ସର। ଯିରୁଶାଲମସ୍ଥ ମନ୍ଦିରରୁ ଅପହରଣ କରି ଆଣିଥିବା ସୁନା ଓ ରୂପାରେ ପାତ୍ରଗୁଡ଼ିକୁ ଆଣିବାକୁ ତାଙ୍କ ଲୋକମାନଙ୍କୁ ଆଦେଶ କଲେ। ସେ ଗ୍ଭହୁଁଥିଲେ ସେଥିରେ ସେ, ତାଙ୍କର ଅମାତ୍ୟଗଣ, ତାଙ୍କର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ। 3 ତାଙ୍କର ଲୋକମାନେ ଯିରୁଶାଲମସ୍ଥ ମନ୍ଦିରରୁ ଅର୍ଥାତ୍ ପରମେଶ୍ୱରଙ୍କ ମନ୍ଦିରରୁ ଯେଉଁସବୁ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ। ପୁଣି ରାଜା ତାଙ୍କର ଅମାତ୍ୟ ଗଣ, ତାଙ୍କର ପତ୍ନୀଗଣ ଓ ଉପପତ୍ନୀଗଣ ସେହି ପାତ୍ରରେ ପାନ କଲେ। 4 ସେମାନେ ଦ୍ରାକ୍ଷାରସ ପାନ କରୁଥିବା ବେଳେ ସୁନା, ରୂପା, ପିତ୍ତଳ, ଲୁହା, କାଠ ଓ ପ୍ରସ୍ତର ନିର୍ମିତ ମୂର୍ତ୍ତିରୂପକ ଦେବଗଣର ପ୍ରଶଂସା କଲେ।
5 ସେହି ସମୟରେ ହଠାତ୍ ମନୁଷ୍ୟର ଏକ ହସ୍ତ ଦଶୃମାନ ହେଲା ଓ ରାଜପ୍ରାସାଦର କାନ୍ଥର ଲେପନ ଉପରେ ଅଙ୍ଗୁଳିରେ ଲେଖିଲା। ସେହି ହସ୍ତ ଦୀପରୁଖା ନିକଟସ୍ଥ ରାଜପ୍ରାସାଦ କାନ୍ଥରେ ଲେଖୁଥିଲା। ଆଉ ରାଜା ଲେଖୁଥିବା ସ୍ୱହସ୍ତର ଅଂଶ ଦେଖୁଥିଲେ।
6 ତହିଁରେ ରାଜା ଭୟଭୀତ ହେଲେ ତାଙ୍କର ମୁଖ ବିବର୍ଣ୍ଣ ହେଲା। ତାଙ୍କର ଆଣ୍ଠୁ ଥରିଲା ଓ ଆଣ୍ଠୁକୁ ଆଣ୍ଠୁ ବାଜିଲା। ତାଙ୍କର ଗୋଡ଼ ଏତେ ଦୁର୍ବଳ ହେଲା ଯେ ସେ ଛିଡ଼ା ହୋଇ ପାରିଲେ ନାହିଁ। 7 ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କୁ ତାଙ୍କ ସମ୍ମୁଖକୁ ରାଜା ଡକାଇଲେ। ସେ ବାବିଲନୀୟ ବିଦ୍ୱାନମାନଙ୍କୁ କହିଲେ, “ଯେକେହି ଏହି ଲେଖା ପଢ଼ିପାରିବ ଓ ତାହାର ଅର୍ଥ ବାହାର କରି ପାରିବ, ତାଙ୍କୁ ମୁଁ ବାଇଗଣିଆ ରଙ୍ଗର ବସ୍ତ୍ର ଉପହାର ଦେବି ଓ ତାଙ୍କ କଣ୍ଠରେ ସୁବର୍ଣ୍ଣର ହାର ପିନ୍ଧାଇ ଦେବି। ଆଉ ସେ ରାଜ୍ୟର ତୃତୀୟ ସର୍ବୋଚ୍ଚ ଶାସନକର୍ତ୍ତା ହେବ।”
8 ତେଣୁ ରାଜାଙ୍କର ସମସ୍ତ ବିଦ୍ୱାନ ଲୋକ ଭିତରକୁ ଯଦିଓ ଆସିଲେ, ସେମାନେ ଲେଖା ପଢ଼ି ପାରିଲେ ନାହିଁ କି ତାହାର ଅର୍ଥ ବୁଝିଲେ ନାହିଁ। 9 ରାଜା ବେଲ୍ଶତ୍ସରଙ୍କ ଅମାତ୍ୟଗଣ ଦ୍ୱନ୍ଦରେ ପଡ଼ିଲେ। ଆଉ ରାଜା ଅଧିକ ଉଦ୍ବିଗ୍ନ ହେଲେ ଓ ତାଙ୍କର ମୁଖ ବିବର୍ଣ୍ଣ ହେଲା।
10 ତା’ପରେ ରାଣୀ ଭୋଜନଗାରକୁ ଆସିଲେ। ସେ ରାଜା ଓ ତାଙ୍କର ଅଧିକାରୀଗଣଙ୍କ କଥା ଶୁଣିଥିଲେ। ସେ କହିଲେ, “ହେ ରାଜା, ଦୀର୍ଘଜୀବୀ ହୁଅ, ତୁମ୍ଭର ଭାବନା ତୁମ୍ଭକୁ ଉଦ୍ବିଗ୍ନ ନ କରୁ କି ତୁମ୍ଭର ମୁଖମଣ୍ତଳ ବିବର୍ଣ୍ଣ ନ ହେଉ। 11 ତୁମ୍ଭ ରାଜ୍ୟରେ ଜଣେ ଲୋକ ଅଛନ୍ତି, ଯାହାଙ୍କ ଅନ୍ତରରେ ପବିତ୍ର ଦେବଗଣ ଆତ୍ମା ବିରାଜିତ। ପୁଣି ତୁମ୍ଭ ପିତାଙ୍କ ସମୟରେ ଦେବଗଣର ଜ୍ଞାନତୁଲ୍ୟ ବୁଦ୍ଧି ଓ ଜ୍ଞାନଦୀପ୍ତି ତାଙ୍କଠାରେ ପ୍ରକାଶିତ ହୋଇଥିଲା। ଆଉ ତୁମ୍ଭର ପିତା ରାଜା ନବୂଖଦ୍ନିତ୍ସର ତାଙ୍କୁ ମନ୍ତ୍ରଜ୍ଞ, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କ ଉପରେ ପ୍ରଧାନ କରି ନିଯୁକ୍ତ କରିଥିଲେ। 12 ମୁଁ ଯେଉଁ ବ୍ୟକ୍ତି ବିଷୟରେ କହୁଛି, ସେ ଦାନିୟେଲ। ରାଜା ତାଙ୍କୁ ବେଲ୍ଟଶତ୍ସର ନାମ ଦେଇଥିଲେ। ସେହି ବେଲ୍ଟଶତ୍ସର ମହାନ ଥିଲେ। ସେ ଜ୍ଞାନୀ, ବୁଦ୍ଧିମାନ ଓ ସ୍ୱପ୍ନଦ୍ରଷ୍ଟା ଅଟନ୍ତି ଓ ସେ ନିଗୂଢ଼ ତଥ୍ୟ ପ୍ରକାଶ କରି ପାରନ୍ତି। ତାଙ୍କୁ ଡକାଅ। ସେ କେବଳ ଏ ଲେଖାର ଅର୍ଥ ବୁଝାଇ ଦେବେ।”
13 ତହୁଁ ଦାନିୟେଲଙ୍କୁ ରାଜାଙ୍କ ଛାମୁକୁ ଅଣାଗଲା। ରାଜା ଦାନିୟେଲଙ୍କୁ କହିଲା, “ମୋର ପିତା ମହାରାଜ ଯିହୁଦା ଦେଶରୁ ଯେଉଁ ନିର୍ବାସିତ ଯିହୁଦୀମାନଙ୍କୁ ଆଣିଥିଲେ ସେମାନଙ୍କ ମଧ୍ୟରେ ତୁମ୍ଭେ ଦାନିୟେଲ ଅନ୍ୟତମ ଅଟକି? 14 ମୁଁ ତୁମ୍ଭ ବିଷୟରେ ଶୁଣୁଅଛି ଯେ ତୁମ୍ଭ ଅନ୍ତରରେ ଦେବଗଣର ଆତ୍ମା ଅଛନ୍ତି ଓ ଜ୍ଞାନ, ଦୀପ୍ତି, ବୁଦ୍ଧି ଓ ଶ୍ରେଷ୍ଠ ମହିମା ତୁମ୍ଭଠାରେ ଦେଖାଯାଏ। 15 ମୋର ରାଜ୍ୟର ଜ୍ଞାନୀ ଲୋକମାନେ ମୋ’ ପାଖକୁ ଆସିଥିଲେ। କିନ୍ତୁ ସେମାନେ କାନ୍ଥରେ ଲେଖା ହୋଇଥିବା ଅର୍ଥ ପ୍ରକାଶ କରି ପାରିଲେ ନାହିଁ। 16 ମୁଁ ତୁମ୍ଭ ବିଷୟରେ ଶୁଣୁଅଛି ଯେ ତୁମ୍ଭେ ଅର୍ଥ ପ୍ରକାଶ ଓ ସନ୍ଦେହ ଭଞ୍ଜନ କରିପାର। ଏବେ ତୁମ୍ଭେ ଯଦି ଏହି ଲେଖା ପାଠ କରି ତହିଁର ଅର୍ଥ ମୋତେ ଜଣାଇ ପାର, ତେବେ ମୁଁ ତୁମ୍ଭକୁ ବାଇଗଣିଆ ବସ୍ତ୍ର ଉପହାର ଦେବି ଓ ତୁମ୍ଭ କଣ୍ଠରେ ସୁବର୍ଣ୍ଣ ହାର ଲମ୍ବାଇବି। ଆଉ ତୁମ୍ଭେ ମୋ’ ରାଜ୍ୟରେ ତୃତୀୟ ସର୍ବୋଚ୍ଚ ଶାସନକର୍ତ୍ତା ହେବ।”
17 ତା’ପରେ ଦାନିୟେଲ ରାଜାଙ୍କୁ ଉତ୍ତର କରି କହିଲେ, “ହେ ରାଜା ବେଲ୍ଶତ୍ସର, ଆପଣଙ୍କର ଦାନ ଆପଣଙ୍କ ପାଖରେ ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦିଅନ୍ତୁ। ମାତ୍ର ମୁଁ ମହାରାଜାଙ୍କ ଛାମୁରେ ଏହି ଲେଖା ପଢ଼ିବି ଓ ଏହାର ଅର୍ଥ ଆପଣଙ୍କୁ ଜଣାଇବି।
18 “ହେ ମହାରାଜା, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ। 19 ପରମେଶ୍ୱର ତାଙ୍କୁ ଏପରି ମହିମାନ୍ୱିତ କଲେ ଯେ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ। ସେ ଯାହାକୁ ମାରିବାକୁ ଗ୍ଭହିଁଲେ ତାକୁ ବଧ କଲେ। ପୁଣି ଯାହାକୁ ବଞ୍ଚିବାକୁ ଗ୍ଭହିଁଲେ, ସେ ଜୀବିତ ରହିଲା। ତାଙ୍କରି ଇଚ୍ଛାନୁସାରେ ଜଣେ ଉନ୍ନତ ହେଲା ଓ ତାଙ୍କର ଇଚ୍ଛାନୁସାରେ ଜଣେ ଅବନତ ହେଲା।
20 “କିନ୍ତୁ ନବୂଖଦ୍ନିତ୍ସର ଗର୍ବୀ ଏବଂ ଜିଦ୍ଖୋର ହେଲେ। ତେଣୁ ତାଙ୍କର ରାଜ୍ୟ ତାଙ୍କଠାରୁ ନିଆଗଲା। ତା’ପରେ ତାଙ୍କୁ ଲୋକମାନଙ୍କ ଗହଣରୁ ତଡ଼ି ଦିଆଗଲା। 21 ତାଙ୍କର ମନ ପଶୁତୁଲ୍ୟ ହେଲା ଓ ସେ ବନ୍ୟ ଗର୍ଦ୍ଦଭ ସହିତ ବାସ କଲେ। ଆଉ ସେ ଗୋରୁଗାଈ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର କାକରରେ ଭିଜିଲା। ତା’ପରେ ସେ ହୃଦ୍ବୋଧ କଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି। ଏବଂ ପରମେଶ୍ୱର ଯାହାକୁ ଗ୍ଭହାନ୍ତି ତାକୁ ସେ ରାଜ୍ୟରେ ନିଯୁକ୍ତି କରି ପାରନ୍ତି।
22 “କିନ୍ତୁ ବେଲ୍ଶତ୍ସର, ଆପଣ ତାଙ୍କର ପୁତ୍ର। ଆପଣ ଏସବୁ ଜାଣିଲେ ମଧ୍ୟ ଆପଣଙ୍କ ଅନ୍ତଃକରଣକୁ ନମ୍ର କରି ନାହାନ୍ତି। 23 ଆପଣ ନମ୍ର ହେବା ପରିବର୍ତ୍ତେ ସ୍ୱର୍ଗସ୍ଥ ସଦାପ୍ରଭୁଙ୍କ ବିରୁଦ୍ଧରେ ନିଜକୁ ଉନ୍ନତ କରିଅଛନ୍ତି। ସଦାପ୍ରଭୁଙ୍କ ମନ୍ଦିରର ସୁବର୍ଣ୍ଣ ଓ ରୌପ୍ୟ ପାତ୍ରରେ ଆପଣ, ଆପଣଙ୍କ ଅମାତ୍ୟଗଣ ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ଦ୍ରାକ୍ଷାରସ ପାନ କରିଅଛନ୍ତି। ପୁଣି ସୁନା, ରୂପା, ପିତ୍ତଳ, ଲୌହ, କାଠ ଓ ପଥର ନିର୍ମିତ ପ୍ରତିମାରେ ଦେବଗଣ, ଯେଉଁମାନେ କି ଦେଖନ୍ତି ନାହିଁ, ଜାଣନ୍ତି ନାହିଁ କି ଶୁଣନ୍ତି ନାହିଁ! ସେମାନଙ୍କର ପ୍ରଶଂସା ଆପଣ କରିଅଛନ୍ତି। ଆଉ ଆପଣଙ୍କର ଜୀବନ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି। 24 ତେଣୁ ସେହି କାରଣରୁ ପରମେଶ୍ୱରଙ୍କର ହସ୍ତ ପ୍ରେରିତ ଲିଖିତ ହେଲା ଓ ଏହି ଲେଖା ଲିଖିତ ହେଲା। 25 କାନ୍ଥରେ ଲିଖିତ ହୋଇଥିବା ଶବ୍ଦଗୁଡ଼ିକ ହେଲା ଏହି:
ମିନେ, ମିନେ, ତକେଲ୍, ଉପାରସୀନ।
26 “ମିନେର ଅର୍ଥ ହେଉଛି,
ପରମେଶ୍ୱର ଆପଣଙ୍କ ରାଜ୍ୟର ଗଣନା କରିଅଛନ୍ତି ଓ ତାହା ଶେଷ କରିଅଛନ୍ତି।
27 ତକେଲର ଅର୍ଥ,
ଆପଣ ନିକିତିରେ ତୌଲା ଯାଇ ଅଛନ୍ତି ଓ ଊଣା ଦେଖା ଯାଇଅଛନ୍ତି।
28 ଉପାରସୀନର ଅର୍ଥ,
ଆପଣଙ୍କ ରାଜ୍ୟ ବିଭକ୍ତ ହୋଇଅଛି
ଆଉ ମାଦୀୟ ଓ ପାରସିକମାନଙ୍କୁ ଦତ୍ତ ହୋଇଅଛି।”
29 ବେଲ୍ଶତ୍ସର ଆଜ୍ଞାରେ ଲୋକମାନେ ଦାନିୟେଲଙ୍କୁ ବାଇଗଣିଆ ବସ୍ତ୍ର ପିନ୍ଧାଇଲେ ଓ ତାଙ୍କ କଣ୍ଠରେ ସୁବର୍ଣ୍ଣର ହାର ଦେଲେ। ଆଉ ସେ ରାଜ୍ୟର ତୃତୀୟ ସର୍ବୋଚ୍ଚ ଶାସନକର୍ତ୍ତା ହେବେ ବୋଲି ଘୋଷଣା କଲେ। 30 ସେହି ରାତ୍ରିରେ କଲ୍ଦୀୟମାନଙ୍କର ରାଜା ବେଲ୍ଶତ୍ସରଙ୍କୁ ବଧ କରାଗଲା। 31 ପୁଣି ମାଦୀୟ ଦାରିୟାବସ ରାଜ୍ୟ ପ୍ରାପ୍ତ ହେଲା। ସେ ସମୟରେ ତାହାର ବୟସ ବାଷଠି ବର୍ଷ ହୋଇଥିଲା।
ଦାନିୟେଲ ଓ ସିଂହଗଣ
6 ଦାରିୟାବସ ଚିନ୍ତାକଲେ ସମୁଦାୟ ରାଜ୍ୟରେ ଶାସନ କରିବକୁ 120 କ୍ଷିତିପାଳ ନିଯୁକ୍ତ କଲେ ଭଲ ହେବ। 2 ସେହି ରାଜା ତିନି ଜଣ ତଦାରଖକାରୀଙ୍କୁ ସୁବେଦାର ଉପରେ ନିଯୁକ୍ତ କଲେ, ଯେପରି ସେମାନେ ରାଜାଙ୍କୁ ଠକି ନ ପାରିବେ ଓ କ୍ଷତି ସହି ପାରିବେ। ଏହି ତିନି ଜଣ ନିରୀକ୍ଷକ ମଧ୍ୟରେ ଦାନିୟେଲ ଥିଲେ ଅନ୍ୟତମ। 3 ଦାନିୟେଲଙ୍କ ଅନ୍ତରରେ ଶ୍ରେଷ୍ଠ ଆତ୍ମା ଥିବାରୁ ସେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନଙ୍କ ମଧ୍ୟରେ ବିଖ୍ୟାତ ହୋଇଥିଲେ। ତେଣୁ ରାଜା ତାଙ୍କୁ ସମୁଦାୟ ରାଜ୍ୟ ଉପରେ ଶାସକ ଭାବରେ ନିଯୁକ୍ତ କରିବାକୁ ମନସ୍ଥ କଲେ। 4 ଏଥିରେ ଅନ୍ୟ ଅଧ୍ୟକ୍ଷ ଓ କ୍ଷିତିପାଳମାନେ ଦାନିୟେଲଙ୍କ ପ୍ରତି ଈର୍ଷାଳୁ ହେଲେ ଓ ଦାନିୟେଲଙ୍କର ରାଜକର୍ମ ବିଷୟ ଦୋଷ ଅନୁସନ୍ଧାନ କଲେ। ମାତ୍ର ସେମାନେ କୌଣସି ଦୋଷ ବା ଅପରାଧ ପାଇ ପାରିଲେ ନାହିଁ। କାରଣ ସେ ବିଶ୍ୱସ୍ତ ଥିଲେ ଓ ତାଙ୍କଠାରେ କୌଣସି ଭ୍ରାନ୍ତି ବା ଅପରାଧ ନ ଥିଲା। ସେ ରାଜାଙ୍କୁ ଠକୁ ନ ଥିଲେ ଓ କଠିନ ପରିଶ୍ରମ କରୁଥିଲେ।
5 ଶେଷରେ ସେହି ଲୋକମାନେ କହିଲେ, “ଆମ୍ଭେମାନେ ଦାନିୟେଲଙ୍କ ବିଷୟରେ କୌଣସି ଦୋଷ ପାଇବା ନାହିଁ। ତେଣୁ ତାଙ୍କ ପରମେଶ୍ୱର ବ୍ୟବସ୍ଥା ସମ୍ବନ୍ଧରେ ଦୋଷ ଦେଖିବା।”
6 ତେଣୁ ଏହି ଲୋକମାନେ ରାଜାଙ୍କ ନିକଟକୁ ଗଲେ ଏବଂ କହିଲେ, “ହେ ରାଜ ଦାରିୟାବସ, ଆପଣ ଚିରଜୀବି ହୁଅନ୍ତୁ। 7 ତଦାରଖକାରୀଗଣ, ରାଜପ୍ରତିନିଧିଗଣ, ସୁବେଦାରଗଣ ଓ ମନ୍ତ୍ରୀଗଣ ସମସ୍ତେ ଅଜଣା ଭାବରେ ରାଜି ହେଲେ ଯେ, ଏକ ରାଜକୀୟ ଘୋଷଣା ପତ୍ର ହେବା ଉଚିତ୍। ଯଦି କେହି ତିରିଶ୍ ଦିନ ପର୍ଯ୍ୟନ୍ତ ମହାରାଜା ବିନା କୌଣସି ଦେବତା ବା ମନୁଷ୍ୟ ନିକଟରେ ପ୍ରାର୍ଥନା କରିବ, ତେବେ ତାକୁ ସିଂହର ଗୁମ୍ଫାକୁ ଫିଙ୍ଗାଯିବ। 8 ଏବେ ହେ ମହାରାଜା, ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ଏହି ନିଷେଧ ବିଧି ଯେପରି ପରିବର୍ତ୍ତିତ ନ ହୁଏ, ଏଥିପାଇଁ ତାହା ସ୍ଥିର କରନ୍ତୁ ଓ ଏହି ଲେଖାରେ ସ୍ୱାକ୍ଷର କରନ୍ତୁ।” 9 ତେଣୁ ରାଜା ଦାରିୟାବସ ସେହି ଲେଖା ଓ ନିଷେଧ ସ୍ୱାକ୍ଷର କଲା।
10 ଦାନିୟେଲ ସର୍ବଦା ପ୍ରତିଦିନ ତିନିଥର ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଥିଲେ। ଯେତେବେଳେ ନୂତନ ବିଧି ବିଷୟରେ ଲେଖା ସ୍ୱାକ୍ଷାରିତ ହୋଇଅଛି ବୋଲି ଦାନିୟେଲ ଜାଣିଲେ ସେ ଆପଣା ଗୃହକୁ ଆସିଲେ। ତାହାଙ୍କ କୋଠରୀର ଝରକା ଯିରୁଶାଲମ ଆଡ଼େ ମେଲା ଥିଲା। ସେ ପୂର୍ବପରି ଆଣ୍ଠୁମାଡ଼ି ଦିନ ମଧ୍ୟରେ ତିନିଥର ପ୍ରାର୍ଥନା କଲେ ଓ ଆପଣା ପରମେଶ୍ୱରଙ୍କୁ ଧନ୍ୟବାଦ ପ୍ରଦାନ କଲେ।
11 ତା’ପରେ ସେହି ଲୋକମାନେ ଏକତ୍ରିତ ହୋଇ ଦାନିୟେଲ ନିକଟକୁ ଗଲେ ଓ ତାଙ୍କୁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା ଓ ନିବେଦନ କରୁଥିବାର ଦେଖିଲେ। 12 ତେଣୁ ସେମାନେ ରାଜାଙ୍କ ପାଖକୁ ଗଲେ ଓ ରାଜକୀୟ ବିଧି ବିଷୟରେ ତାଙ୍କୁ ମନେ ପକାଇ ଦେଲେ। ସେମାନେ କହିଲେ, “ହେ ମହାରାଜା, ଯେକୌଣସି ଲୋକ ତିରିଶ୍ ଦିନ ମଧ୍ୟରେ ଆପଣଙ୍କ ବିନା କୌଣସି ଦେବତା କି ମନୁଷ୍ୟ ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ। ଏପରି ଏକ ନିଷେଧ ପତ୍ରରେ ଆପଣ ସ୍ୱାକ୍ଷର କରି ନାହାନ୍ତି କି?”
ରାଜା କହିଲେ, “ହଁ, ମୁଁ ସେ ନିଷେଧ ପତ୍ରରେ ସ୍ୱାକ୍ଷର କରିଛି।’ ଆଉ ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ତାହା ସ୍ଥିର ହୋଇଅଛି।”
13 ତା’ପରେ ସେମାନେ ରାଜାଙ୍କୁ ଉତ୍ତର ଦେଲେ, “ହେ ମହାରାଜ, ନିର୍ବାସିତ ଯିହୁଦୀ ସନ୍ତାନଗଣ ମଧ୍ୟରେ ଜଣେ ବ୍ୟକ୍ତି ଦାନିୟେଲ, ସେ ଆପଣଙ୍କୁ କି ଆପଣଙ୍କ ସ୍ୱାକ୍ଷରିତ ନିଷେଧ ପତ୍ରକୁ ମାନ୍ୟ କରେ ନାହିଁ। ସେ ଏବେ ମଧ୍ୟ ଦିନରେ ତିନିଥର ତା’ର ପରମେଶ୍ୱରକୁ ପ୍ରାର୍ଥନା କରୁଛି।”
14 ତହୁଁ ରାଜା ଦୁଃଖିତ ଓ ବିବ୍ରତ ହୋଇ ପଡ଼ିଲା। ସେ ଦାନିୟେଲକୁ ଉଦ୍ଧାର କରିବା ପାଇଁ ସ୍ଥିର କଲା। ଆଉ ତାହାକୁ ରକ୍ଷା କରିବା ପାଇଁ ସନ୍ଧ୍ୟା ପର୍ଯ୍ୟନ୍ତ ଉପାୟ ଚିନ୍ତା କଲା। 15 ତା’ପରେ ସେହି ଲୋକମାନେ ଏକତ୍ରିତ ହୋଇ ରାଜାଙ୍କୁ କହିଲେ, “ହେ ମହାରାଜା, ଆପଣ ଜାଣନ୍ତୁ, ମାଦୀୟ ଓ ପାରସିକମାନଙ୍କର ଏପରି ଏକ ବ୍ୟବସ୍ଥା ଅଛି, ରାଜା କୌଣସି ନିଷେଧାଜ୍ଞା ବା ବିଧି ସ୍ଥାପନ କଲେ ତାହା କେବେ ପରିବର୍ତ୍ତିତ ହୁଏ ନାହିଁ।”
16 ତହୁଁ ରାଜାଙ୍କ ଆଦେଶରେ ସେମାନେ ଦାନିୟେଲଙ୍କୁ ଆଣି ସିଂହମାନଙ୍କ ଗର୍ତ୍ତରେ ନିକ୍ଷେପ କଲେ। କିନ୍ତୁ ରାଜା ଦାନିୟେଲଙ୍କୁ କହିଲେ, “ତୁମ୍ଭେ ଯେଉଁ ପରମେଶ୍ୱରଙ୍କର ଉପାସନା କରୁଛ, ସେ ତୁମ୍ଭକୁ ଉଦ୍ଧାର କରିବେ।” 17 ପୁଣି ଏକ ବଡ଼ ପଥର ଅଣାଯାଇ ଗର୍ତ୍ତ ମୁଖରେ ରଖାଗଲା। ପୁଣି ରାଜା ନିଜର ମୁଦ୍ରାରେ ଓ ନିଜ ଅମାତ୍ୟଗଣଙ୍କ ମୁଦ୍ରାରେ ତାହା ଅଙ୍କିତ କଲା। ଏହା କରାଗଲା କାରଣ ସେହି ଦାନିୟେଲଙ୍କୁ ଗର୍ତ୍ତରୁ ବାହାର କରିବାକୁ ପଥର ଘୁଞ୍ଚାଇବେ ନାହିଁ। 18 ତା’ପରେ ରାଜା ଆପଣା ପ୍ରାସାଦକୁ ଯାଇ ଉପବାସରେ ରାତ୍ରି ଯାପନ କଲେ। ଆଉ ବାଦ୍ୟଯନ୍ତ୍ର ବଜାଇ ତାଙ୍କ ଆଗକୁ ଆସିବାକୁ କାହାରିକୁ ଅନୁମତି ମିଳିଲା ନାହିଁ। ରାତ୍ରିସାରା ସେ ଉଜାଗର ରହିଲେ।
19 ପରଦିନ ପ୍ରଭାତରେ ରାଜା ସିଂହମାନଙ୍କ ଗୁମ୍ଫା ନିକଟରେ ତରବର ହୋଇ ପହଞ୍ଚିଲେ। 20 ଚିନ୍ତିତ ରାଜା ଦାନିୟେଲଙ୍କୁ ବିଳାପ ସ୍ୱରରେ ଡାକିଲା, “ହେ ଜୀବିତ ପରମେଶ୍ୱରଙ୍କ ସେବକ ଦାନିୟେଲ, ତୁମ୍ଭେ ପ୍ରତିଦିନ ଯେଉଁ ପରମେଶ୍ୱରଙ୍କୁ ସେବା କରୁଅଛ, ସେହି ପରମେଶ୍ୱର ତୁମ୍ଭକୁ ସିଂହମାନଙ୍କଠାରୁ ଉଦ୍ଧାର କରିଛନ୍ତି କି?”
21 ଦାନିୟେଲ ଉତ୍ତର କଲେ, “ହେ ରାଜା ଚିରଜୀବୀ ହୁଅନ୍ତୁ। 22 ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କର ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି। କାରଣ ମୋର ପ୍ରଭୁ ଜାଣନ୍ତି ମୁଁ ନିର୍ଦ୍ଦୋଷ। ଆଉ ମୁଁ ମହାରାଜାଙ୍କର କୌଣସି କ୍ଷତି କରି ନାହିଁ।”
23 ରାଜା ଦାରିୟାବସ ଅତ୍ୟନ୍ତ ଆନନ୍ଦିତ ହୋଇ ଦାନିୟେଲଙ୍କୁ ଗର୍ତ୍ତରୁ ଉଠାଇ ଆଣିବାକୁ ଆଦେଶ ଦେଲା। ଆଉ ଦାନିୟେଲ ସେହି ଗର୍ତ୍ତରୁ ଆସିଲେ, ତାଙ୍କ ଦେହରେ କୌଣସି କ୍ଷତ ଚିହ୍ନ ନ ଥିଲା। କାରଣ ସେ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଥିଲେ।
24 ତା’ପରେ ରାଜା ଦାନିୟେଲଙ୍କ ବିରୁଦ୍ଧରେ ଅଭିଯୋଗକାରୀଙ୍କୁ ଆଣିବାକୁ ଆଜ୍ଞା କଲା। ତେଣୁ ସେମାନଙ୍କର ସ୍ତ୍ରୀମାନଙ୍କୁ ଓ ପିଲାମାନଙ୍କ ସହିତ ସମସ୍ତଙ୍କୁ ଆଣି ସିଂହମାନଙ୍କ ଗୁମ୍ଫାରେ ନିକ୍ଷେପ କଲେ। ତଳେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଭକ୍ଷ୍ୟଣ କରି ସେମାନଙ୍କର ଅସ୍ଥିଗୁଡ଼ିକୁ ଚର୍ବଣ କଲେ।
25 ସେତେବେଳେ ଦାରିୟାବସ ସମଗ୍ର ପୃଥିବୀବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନଙ୍କୁ ପତ୍ର ଲେଖିଲା।
ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟରୂପରେ ଶାନ୍ତି ହେଉ।
26 “ମୁଁ ଆଦେଶ ଦେଲି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ସମସ୍ତ ଲୋକମାନେ ଦାନିୟେଲଙ୍କ ପରମେଶ୍ୱରଙ୍କୁ ଭୟ ଓ ଭକ୍ତି କରିବା ଉଚିତ୍।
ସେ ଜୀବିତ ପରମେଶ୍ୱର
ଓ ନିତ୍ୟସ୍ଥାୟୀ ଅଟନ୍ତି।
ତାଙ୍କର ରାଜ୍ୟ ଅବିନାଶୀ
ଓ ତାଙ୍କର ପ୍ରଭୁତ୍ୱର ଅନ୍ତ ନାହିଁ।
27 ସେ ଲୋକମାନଙ୍କୁ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି।
ସେ ସ୍ୱର୍ଗରେ ଓ ପୃଥିବୀରେ ଅଦ୍ଭୂତ ଓ ଅଲୌକିକ କାର୍ଯ୍ୟ ସମ୍ପାଦନ କରନ୍ତି।
ସେ ଦାନିୟେଲଙ୍କୁ ସିଂହମାନଙ୍କଠାରୁ ଉଦ୍ଧାର କରିଅଛନ୍ତି।”
28 ଏହିରୂପେ ଦାନିୟେଲ ଦାରିୟାବସର ରାଜତ୍ୱ କାଳରେ ଓ ପାରସିକ କୋରସର ରାଜତ୍ୱକାଳରେ ସଫଳକାମୀ ହେଲେ।
ଗ୍ଭରିପଶୁଙ୍କ ବିଷୟରେ ଦାନିୟେଲଙ୍କ ସ୍ୱପ୍ନ
7 ବାବିଲର ରାଜା ବେଲ୍ଶତ୍ସରଙ୍କ ରାଜତ୍ୱର ପ୍ରଥମ ବର୍ଷରେ ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ୱପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ। ସେ ସେହି ସ୍ୱପ୍ନରେ ସାରକଥା ଲେଖି ରଖିଲେ। 2 ଦାନିୟେଲ କହିଲେ, “ମୁଁ ରାତ୍ରିକାଳରେ ମୋର ଦର୍ଶନ ପାଇଲି ଯେ ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ତ ବେଗରେ ବହିଲା ସେହି ବାୟୁ ସମୁଦ୍ରକୁ ଅଶାନ୍ତ କଲା। 3 ପୁଣି ମୁଁ ଦେଖିଲି, ଗ୍ଭରି ଭିନ୍ନ ପ୍ରକାରର ବୃହତ୍ ପଶୁ ସମୁଦ୍ରରୁ ଉଠି ଆସିଲେ।
4 ପ୍ରଥମ ପଶୁଟି ସିଂହ ସଦୃଶ ଓ ଉତ୍କ୍ରୋଶପକ୍ଷୀର ଡେଣାପରି ତା’ର ଡେଣା ଥିଲା। ମୁଁ ନିରୀକ୍ଷଣ କରି ଦେଖିଲି, ତା’ର ଡେଣା ଉପୁଡ଼ାଗଲା। ଆଉ ସେ ପୃଥିବୀରୁ ଉଠାଗଲା। ମନୁଷ୍ୟ ପରି ଦୁଇ ପାଦରେ ତାକୁ ଠିଆ କରାଗଲା ଓ ତାକୁ ମନୁଷ୍ୟର ଅନ୍ତଃକରଣ ଦିଆଗଲା।
5 “ଆଉ ତତ୍ପରେ ମୋ’ ସମ୍ମୁଖରେ ଦ୍ୱିତୀୟ ପଶୁକୁ ଦେଖିଲି ଯେ କି ଏକ ଭଲ୍ଲୁକ ସଦୃଶ ଥିଲା। ସେ ଏକ ପାର୍ଶ୍ୱରେ ଉଠାଗଲା ଓ ତାହାର ମୁଖରେ ଦନ୍ତ ମଧ୍ୟରେ ତିନି ଖଣ୍ତ ପଞ୍ଜରା ଥିଲା। ତାହାକୁ ଏହି କଥା କୁହାଗଲା, ‘ଉଠ, ଇଚ୍ଛା ଅନୁସାରେ ମାଂସ ଭକ୍ଷ୍ୟଣ କର।’
6 “ଏହା ପରେ ମୁଁ ତୃତୀୟ ପଶୁକୁ ଦେଖିଲି, ସେ ଚିତାବାଘ ସଦୃଶ ଥିଲା। ତା’ର ପୃଷ୍ଠ ଭାଗରେ ପକ୍ଷୀର ଗ୍ଭରି ଡେଣା ଥିଲା। ଆଉ ମଧ୍ୟ ତାହାର ଗ୍ଭରି ମସ୍ତକ ଥିଲା ଓ ତାକୁ ଶାସନ କରିବାକୁ ଅଧିକାର ଦିଆଗଲା।
7 “ଏହା ପରେ ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ମୋର ସମ୍ମୁଖରେ ଚତୁର୍ଥ ପଶୁ ଥିଲା। ସେ ଅତି ଭୟଙ୍କର, କ୍ଷମତାସମ୍ପନ୍ନ ଓ ଅତିଶୟ ବଳବାନ୍ ଥିଲା ଓ ତାହାର ବଡ଼ ବଡ଼ ଲୌହର ଦାନ୍ତ ଥିଲା। ସେ ଦୋଷୀମାନଙ୍କୁ ଗ୍ରାସ କଲା ଓ ଭାଙ୍ଗି ଚୂର୍ଣ୍ଣ କଲା। ଆଉ ଅବଶିଷ୍ଟ ଯାହା ରହିଲା ତାହା ପଦତଳେ ଦଳିତ କଲା। ସେ ପୂର୍ବବର୍ତ୍ତୀ ସବୁ ପଶୁମାନଙ୍କଠାରୁ ଭିନ୍ନ ଥିଲା ଓ ତାହାର ଦଶ ଗୋଟି ଶିଙ୍ଗ ଥିଲା।
8 “ସେହି ଶିଙ୍ଗଗୁଡ଼ିକ ବିଷୟରେ ଚିନ୍ତା କରୁଥିବା ବେଳେ, ମୁଁ ଅନ୍ୟ ଏକ ଶିଙ୍ଗ ଉଠିବାର ଦେଖିଲି। ତାହା କ୍ଷୁଦ୍ର ଥିଲା ଓ ଏହା ସମ୍ମୁଖରେ ପ୍ରଥମ ଶିଙ୍ଗମାନଙ୍କ ମଧ୍ୟରୁ ତିନି ଗୋଟି ଶିଙ୍ଗକୁ ସମୂଳେ ଉତ୍ପାଟିତ କଲା। ଏହା ମନୁଷ୍ୟର ଚକ୍ଷୁତୁଲ୍ୟ ଚକ୍ଷୁ ଥିଲା ଓ କ୍ଷୁଦ୍ର ଶିଙ୍ଗରେ ଏକ ପାଟି ଥିଲା। ସେହି ପାଟିଟି ଅହଂକାରପୂର୍ଣ୍ଣ କଥା କହୁଥିଲା।
ଚତୁର୍ଥ ପଶୁର ବିଗ୍ଭର
9 “ମୁଁ ଗୋଟିଏ ସିଂହାସନ ସ୍ଥାପିତ ହେଉଥିବାର ଦେଖିଲି।
ଅତି ବୃଦ୍ଧାଲୋକ ସେହି ଉପରେ ବସିଲେ।
ତାଙ୍କର ବସ୍ତ୍ର ହିମତୁଲ୍ୟ ଶୁକ୍ଳବର୍ଣ୍ଣ
ଓ ତାଙ୍କର ମସ୍ତକର କେଶ ମେଷଲୋମ ସଦୃଶ ଶୁଭ୍ର ଥିଲା।
ତାଙ୍କର ସିଂହାସନ ଅଗ୍ନିମୟପରି
ଓ ସିଂହାସନର ଚକସବୁ ଜ୍ୱଳନ୍ତା ଅଗ୍ନିଶିଖା, ସଦୃଶ ଥିଲା।
10 ତାଙ୍କ ସମ୍ମୁଖରୁ
ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା
ଓ ସହସ୍ର ସହସ୍ର ଲୋକ
ତାଙ୍କର ଗ୍ଭରିପଟେ ଛିଡ଼ା ହେଲେ।
ବିଗ୍ଭର ସଭା ବସିଲା
ଓ ପୁସ୍ତକମାନ ଖୋଲାଗଲା।
11 “ମୁଁ ଦେଖିବାରେ ଲାଗିଲି, ସେହି ଛୋଟ ଶିଙ୍ଗର କ’ଣ ହେବ। ଯେଉଁଟାକି ବହୁତ ଅହଂକାର କରୁଥିଲା। ଚତୁର୍ଥ ପଶୁଟି ମଲା ପର୍ଯ୍ୟନ୍ତ ଏବଂ ତାହାର ଶରୀର ଧ୍ୱଂସ କରି ଅଗ୍ନି ମଧ୍ୟକୁ ଫିଙ୍ଗି ପାଉଁଶ କରି ଦିଆଗଲା। 12 ପୁଣି ଅନ୍ୟ ପଶୁମାନଙ୍କଠାରୁ ଅଧିକାର ଓ କର୍ତ୍ତୃତ୍ୱ କାଢ଼ି ନିଆଗଲା। ମାତ୍ର କିଛି କାଳ ଏକ ନିର୍ଦ୍ଦିଷ୍ଟ ସମୟ ବଞ୍ଚି ରହିବାକୁ ସେମାନଙ୍କୁ ଅନୁମତି ଦିଆଗଲା।
13 “ଆଉ ମୁଁ ରାତ୍ରିରେ ଦର୍ଶନରେ ଦେଖିଲି, ମନୁଷ୍ୟ ସଦୃଶ କେହି ଆକାଶରେ ମେଘରେ ଆସିଲେ। ଏବଂ ସେ ଆକାଶର ମେଘଖଣ୍ତ ଉପରେ ସେହି ବୃଦ୍ଧଙ୍କ ନିକଟକୁ ଆସିଲେ ଓ ସେମାନେ ତାଙ୍କୁ ତାହାଙ୍କ ଛାମୁକୁ ଆଣିଲେ।
14 “ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ପ୍ରଦତ୍ତ ହେଲା। ତେଣୁ ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ତାଙ୍କର ଉପାସନା କରିବେ। ତାଙ୍କର ବିଧି ଅନନ୍ତକାଳୀନ ଓ ତାହା ଲୁପ୍ତ ହେବ ନାହିଁ। ଆଉ ତାଙ୍କର ରାଜ୍ୟ ଅବିନାଶୀ ହେବ।
ଚତୁର୍ଥ ପଶୁ ସମ୍ମନ୍ଧରେ ସ୍ୱପ୍ନର ଅର୍ଥପ୍ରକାଶ
15 “ମୁଁ, ଦାନିୟେଲ ଦ୍ୱନ୍ଦରେ ପଡ଼ିଲି ଓ ବ୍ୟସ୍ତ ହୋଇଗଲି। ଆଉ ମୋର ମାନସିକ ଦର୍ଶନ ମୋତେ ଉଦ୍ବିଗ୍ନ କଲା। 16 ସେଠାରେ ଛିଡ଼ା ହୋଇଥିବା ଲୋକମାନଙ୍କ ମଧ୍ୟରୁ ଜଣକ ନିକଟକୁ ଯାଇ ଏସବୁ ତଥ୍ୟ ପଗ୍ଭରିଲି। ତେଣୁ ସେ ମୋତେ ସେ ସବୁର ଅର୍ଥ ବୁଝାଇ କହିଲେ। 17 ‘ସେହି ଗ୍ଭରି ବୃହତ ପଶୁ ଗ୍ଭରି ରାଜା ଅଟନ୍ତି। ଆଉ ସେମାନେ ଏହି ପୃଥିବୀରୁ ଉତ୍ପନ୍ନ ହେବେ। 18 ମାତ୍ର ପରମେଶ୍ୱରଙ୍କ ପବିତ୍ର ଲୋକମାନେ ରାଜ୍ୟ ପ୍ରାପ୍ତ ହେବେ ଓ ଅନନ୍ତକାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ।’
19 “ତା’ପରେ ମୁଁ ଚତୁର୍ଥ ପଶୁ ସମ୍ମନ୍ଧରେ ସମସ୍ତ ତଥ୍ୟ ଜାଣିବାକୁ ଇଚ୍ଛା କଲି। ଏହା ଅତି ଭୟଙ୍କର ଥିଲା ଓ ଏହାର ଲୁହାର ଦାନ୍ତ ଓ ପିତ୍ତଳ ନଖସବୁ ଥିଲା। ସେ ସବୁକିଛି ଭାଙ୍ଗି ଚୂର୍ଣ୍ଣ କଲା ଓ ଗ୍ରାସ କଲା ଓ ଅବଶିଷ୍ଟ ସବୁ ପାଦରେ ଦଳି ଦେଲା। 20 ସେହି ଚତୁର୍ଥ ପଶୁର ମସ୍ତକରେ ଯେଉଁ ଦଶ ଶିଙ୍ଗ ଥିଲା, ଅନ୍ୟ ଯେଉଁ କ୍ଷୁଦ୍ର ଶିଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ଦଶଶିଙ୍ଗ ମଧ୍ୟରୁ ତିନିଶିଙ୍ଗ ପଡ଼ିଗଲା, ଯେଉଁ ଶିଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦି ମୁଖ ଥିଲା ଓ ଯାହାର ଆକାର ଅନ୍ୟମାନଙ୍କଠାରୁ ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି। 21 ଆଉ ମୁଁ ଦେଖିଲି ସେହି ଶିଙ୍ଗ ପରମେଶ୍ୱରଙ୍କ ପବିତ୍ର ଲୋକଙ୍କୁ ଆକ୍ରମଣ କଲା ଓ ସେମାନଙ୍କୁ ବଧ କଲା। 22 ତା’ପରେ ସେହି ବୃଦ୍ଧ ଲୋକଟି ଆସିଲେ ଓ ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କ ସପକ୍ଷରେ ଓ ଶିଙ୍ଗ ବିପକ୍ଷରେ ନ୍ୟାୟ ହେଲା। ଆଉ ପରମେଶ୍ୱର ସେହି ପବିତ୍ର ଲୋକମାନଙ୍କର ରାଜତ୍ୱ କରିବାର ସମୟ ଉପସ୍ଥିତ ହେଲା।
23 “ଆଉ ସେ ମୋତେ ବୁଝାଇ କହିଲେ, ‘ଚତୁର୍ଥ ପଶୁ ପୃଥିବୀର ଚତୁର୍ଥ ରାଜ୍ୟ ହେବ, ତାହା ଅନ୍ୟ ସମସ୍ତ ରାଜ୍ୟଠାରୁ ଭିନ୍ନ ହେବ ଓ ସମୁଦାୟ ପୃଥିବୀକୁ ଗ୍ରାସ କରିବ। ଆଉ ପାଦରେ ଦଳି ଖଣ୍ତ ଖଣ୍ତ କରି ତାହା ଭାଙ୍ଗି ପକାଇବ। 24 ପୁଣି ସେହି ଦଶ ଶିଙ୍ଗର ତାତ୍ପର୍ଯ୍ୟ ହେଉଛି ଯେ ସେହି ରାଜ୍ୟରୁ ଦଶ ରାଜା ଉତ୍ପନ୍ନ ହେବେ। ସେମାନଙ୍କ ପରେ ଆଉ ଜଣେ ଉତ୍ପନ୍ନ ହେବ ଓ ସେ ତାଙ୍କର ପୂର୍ବବର୍ତ୍ତୀମାନଙ୍କଠାରୁ ଭିନ୍ନ ହେବ ଓ ସେ ତିନି ରାଜାଙ୍କୁ ଦମନ କରିବ। 25 ଏବଂ ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କ ବିରୁଦ୍ଧରେ କଥା କହିବ ଓ ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କୁ ବଧ କରିବ। ଆଉ ସେ ସମୟ ଓ ଆଜ୍ଞାର ପରିବର୍ତ୍ତନ କରିବାକୁ ଚିନ୍ତା କରିବ। ସାଢ଼େ ତିନି ବର୍ଷ ପାଇଁ ସେମାନେ ତା’ ହସ୍ତରେ ସମର୍ପିତ ହେବେ।
26 “‘ମାତ୍ର ବିଗ୍ଭର ସଭା ବସିବ ଓ ରାଜାଙ୍କର କର୍ତ୍ତୃତ୍ୱ କାଢ଼ି ନିଆଯିବ ଓ ରାଜ୍ୟ ସମ୍ପୂର୍ଣ୍ଣ ଭାବରେ ବିନାଶ ହେବ। 27 ଆଉ ରାଜତ୍ୱ, କର୍ତ୍ତୃତ୍ୱ ଓ ରାଜ୍ୟ ସମୂହର ମହିମା ସର୍ବୋପରିସ୍ଥ ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ। ତାଙ୍କର ରାଜ୍ୟ ଅନନ୍ତ କାଳ ପାଇଁ ସ୍ଥାୟୀ ହେବ ଓ ଅନ୍ୟ ସମସ୍ତ ଶାସକ ଗୋଷ୍ଠୀ ତାଙ୍କର ସେବା କରିବେ ଓ ତାଙ୍କର ଆଜ୍ଞାବହ ହେବେ।’
28 “ଏହିଠାରେ ମୋର ସ୍ୱପ୍ନ ଶେଷ ହେଲା। ମୁଁ ଦାନିୟେଲ ମୋର ଭାବନା ମୋତେ ଉଦ୍ବିଗ୍ନ କଲା ଓ ମୋର ମୁଖ ବିବର୍ଣ୍ଣ ହେଲା। ମାତ୍ର ମୁଁ ସେ କଥା ଅନ୍ୟ ଆଗରେ କହି ପାରିଲି ନାହିଁ।”
1 ପ୍ରାଚୀନ ଯେ ମୁଁ, ପରମେଶ୍ୱରଙ୍କ ଦ୍ୱାରା ମନୋନୀତା ମହିଳା ଓ ତାହାଙ୍କର ସନ୍ତାନମାନଙ୍କ ନିକଟକୁ ଏହି ପତ୍ର ଲେଖୁଛି:
ମୁଁ ତୁମ୍ଭ ସମସ୍ତଙ୍କୁ ସତ୍ୟରେ ରହି ପ୍ରେମ କରେ।
ସତ୍ୟକୁ ଜାଣିଥିବା ସମସ୍ତ ଲୋକମାନେ ମଧ୍ୟ ତୁମ୍ଭକୁ ପ୍ରେମ କରନ୍ତି। 2 ଆମ୍ଭ ଅନ୍ତରରେ ଯେଉଁ ସତ୍ୟ ରହିଛି, ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରୁଛୁ। ଏହି ସତ୍ୟ ଆମ୍ଭ ପାଖରେ ସବୁଦିନ ପାଇଁ ରହିବ।
3 ପରମପିତା ପରମେଶ୍ୱର ଓ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଦୟା, ଅନୁଗ୍ରହ ଓ ଶାନ୍ତି ଆମ୍ଭ ସହିତ ରହିବ। ଆମ୍ଭେ ସତ୍ୟ ଓ ପ୍ରେମ ଦ୍ୱାରା ତାହାଙ୍କଠାରୁ ଏହି ଆଶୀର୍ବାଦ ଲାଭ କରୁ।
4 ମୁଁ ତୁମ୍ଭର କେତେକ ସନ୍ତାନମାନଙ୍କ ବିଷୟରେ ଶୁଣି ଖୁସୀ ହେଲି। ମୁଁ ଅତିଶୟ ଆନନ୍ଦିତ ଯେ, ପିତାଙ୍କ ଆଜ୍ଞାନୁସାରେ ସେମାନେ ସତ୍ୟପଥ ଅନୁସରଣ କରୁଛନ୍ତି। 5 ପ୍ରିୟ ମହାଶୟା। ମୁଁ ତୁମ୍ଭକୁ କହୁଛି: ଆମ୍ଭେ ସମସ୍ତେ ପରସ୍ପରକୁ ପ୍ରେମ କରିବା ଉଚିତ୍। ଏହା ଏକ ନୂତନ ଆଜ୍ଞା ନୁହେଁ। ଏହା ସେହି ଆଜ୍ଞା, ଯାହା ଆମ୍ଭମାନଙ୍କ ନିକଟରେ ଆରମ୍ଭରୁ ଅଛି। 6 ପ୍ରେମର ଅର୍ଥ ହେଉଛି, ତାହାଙ୍କର ଆଜ୍ଞା ଅନୁସାରେ ଜୀବନଯାପନ କରିବା। ପରମେଶ୍ୱରଙ୍କ ଆଜ୍ଞା ଏହି: ତୁମ୍ଭେ ଏକ ପ୍ରେମର ଜୀବନ ବିତାଅ। ତୁମ୍ଭେ ଏହି ଆଜ୍ଞା ଆରମ୍ଭରୁ ଶୁଣିଛ।
7 ଏ ଜଗତରେ ବର୍ତ୍ତମାନ ଅନେକ ଭଣ୍ଡ ଶିକ୍ଷକ ବାହାରିଲେଣି। ଯୀଶୁ ଖ୍ରୀଷ୍ଟ ଏହି ଜଗତକୁ ଆସିଛନ୍ତି, ଏହା ସେମାନେ ଅସ୍ୱୀକାର କରନ୍ତି। ଏହି ସତ୍ୟକୁ ଅସ୍ୱୀକାର କରୁଥିବା ପ୍ରତ୍ୟେକ ବ୍ୟକ୍ତି ଜଣେ ଜଣେ ଭଣ୍ଡ ଶିକ୍ଷକ ଓ ଖ୍ରୀଷ୍ଟଙ୍କର ଶତ୍ରୁ। 8 ସାବଧାନ ରୁହ, ଯେପରି ତୁମ୍ଭ କାର୍ଯ୍ୟର ପୁରସ୍କାର ହରାଇ ନ ଦିଅ। ଯେପରି ତୁମ୍ଭେ ତୁମ୍ଭର ସମସ୍ତ ପୁରସ୍କାର ପାଇବ, ସେଥିପାଇଁ ଯତ୍ନବାନ ହୁଅ।
9 ପ୍ରତ୍ୟେକ ଲୋକ ଖ୍ରୀଷ୍ଟଙ୍କର ଶିକ୍ଷାକୁ କେବଳ ଅନୁସରଣ କରିବା ଉଚିତ୍। ଯଦି କେହି ଖ୍ରୀଷ୍ଟଙ୍କ ଶିକ୍ଷାକୁ ପରିବର୍ତ୍ତନ କରେ, ତେବେ ସେହି ଲୋକ ପାଖରେ ପରମେଶ୍ୱର ନାହାନ୍ତି। ଯଦି କୌଣସି ବ୍ୟକ୍ତି ଖ୍ରୀଷ୍ଟଙ୍କ ଶିକ୍ଷା ଅନୁସରଣ କରେ, ତେବେ ସେହି ଲୋକ ପାଖରେ ଉଭୟ ପରମପିତା ଏବଂ ପୁତ୍ର ଅଛନ୍ତି। 10 ଯଦି ତୁମ୍ଭ ପାଖକୁ କେହି ଆସେ କିନ୍ତୁ ଏହି ଶିକ୍ଷା ନ ଦିଏ, ତେବେ ତାହାକୁ ଗୃହରେ ସ୍ୱାଗତ ଓ ଗ୍ରହଣ କର ନାହିଁ। 11 ତୁମ୍ଭେ ତାହାକୁ ଯଦି ଗ୍ରହଣ କର, ତେବେ ତାହାକୁ ମନ୍ଦକର୍ମ କରିବାରେ ସାହାଯ୍ୟ କରୁଛ।
12 ମୋର ତୁମ୍ଭକୁ କହିବା ପାଇଁ ବହୁତ କଥା ଅଛି। କିନ୍ତୁ ମୁଁ କାଗଜ ଏବଂ କଲମରେ ତାହା ଲେଖୁ ନାହିଁ। ତାହା ବଦଳରେ ମୁଁ ତୁମ୍ଭକୁ ସାକ୍ଷାତ କରିବାକୁ ଆଶା କରୁଛି, ତେବେ ଆମ୍ଭେ ମୁହାଁମୁହିଁ ହୋଇ କଥାବାର୍ତ୍ତା ହୋଇପାରିବା। ତାହା ଆମ୍ଭକୁ ଅତିଶୟ ଆନନ୍ଦିତ କରିବ। 13 ପରମେଶ୍ୱରଙ୍କ ଦ୍ୱାରା ମନୋନୀତା ତୁମ୍ଭମାନଙ୍କର ଭଉଣୀଙ୍କ ସନ୍ତାନମାନେ ତୁମ୍ଭମାନଙ୍କୁ ସେମାନଙ୍କର ନମସ୍କାର ଜଣାଇଛନ୍ତି।
2010 by World Bible Translation Center