Old/New Testament
ଗୋଟିଏ ମେଷ ଓ ଛାଗ ବିଷୟରେ ଦାନିୟେଲଙ୍କ ଦର୍ଶନ
8 ରାଜା ବେଲ୍ଶତ୍ସରଙ୍କ ରାଜତ୍ୱର ତୃତୀୟ ବର୍ଷରେ ମୁଁ ଆଉ ଏକ ଦର୍ଶନ ପାଇଲି। 2 ଯେତେବେଳେ ମୁଁ ଏଲମର ରାଜଧାନୀ ଶୂଶନରେ ଥିଲି, ଏବଂ ଉଲୟ ନଦୀ ନିକଟରେ ଛିଡ଼ା ହେଉଥିଲି। ମୁଁ ଏହି ଦର୍ଶନ ପାଇଲି। 3 ଆଉ ମୁଁ ଦେଖିଲି ଯେ, ନଦୀର ଗୋଟିଏ ପାର୍ଶ୍ୱରେ ଏକ ଅଣ୍ତିରା ମେଷ ଠିଆ ହୋଇଅଛି। ତାହାର ଗୋଟିଏ ଲମ୍ବା ଶିଙ୍ଗ ଓ ଗୋଟିଏ ଅନ୍ୟଠାରୁ ଅଧିକ ଲମ୍ବା। ଆଉ ଲମ୍ବା ଶିଙ୍ଗଟି ଅନ୍ୟ ଶିଙ୍ଗ ଅପେକ୍ଷା ପଛକୁ ଥିଲା। 4 ମୁଁ ଲକ୍ଷ୍ୟ କଲି ସେହି ମେଷ ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଦିଗକୁ ପେଲି ମାଡ଼ି ଯାଉଛି। ଆଉ କୌଣସି ପଶୁ ତାହା ସମ୍ମୁଖରେ ଠିଆ ହୋଇପାରୁ ନ ଥିଲେ ଏବଂ ଆଉ କେହି ତା’ଠାରୁ ରକ୍ଷା ପାଇ ପାରିଲେ ନାହିଁ। ତେଣୁ ସେ ନିଜ ଇଚ୍ଛାନୁସାରେ କର୍ମ କରି ନିଜର ବଡ଼ିମା ପ୍ରକାଶ କରି ଶକ୍ତିଶାଳୀ ହେଲା।
5 ମୁଁ ସେ ଅଣ୍ତିରା ମେଷ ବିଷୟରେ ଚିନ୍ତା କରୁଥିବା ବେଳେ ଦେଖିଲି ଗୋଟିଏ ଛାଗ ପଶ୍ଚିମ ଦିଗରୁ ଆସୁଛି। ଆଉ ସେହି ଛାଗର ଦୁଇ ଚକ୍ଷୁ ମଧ୍ୟରେ ବଡ଼ ଶିଙ୍ଗ ଥିଲା ଓ ତାହା ଧ୍ୟାନାକର୍ଷଣୀୟ ଥିଲା। ସେ ଛାଗ ଏତେ ଦ୍ରୁତଗତିରେ ଦୌଡ଼ୁଥିଲା ଯେ ତା’ର ପାଦ ଭୂମିକୁ ସ୍ପର୍ଶ କରୁ ନ ଥିଲା।
6 ସେହି ଛାଗ ଅତ୍ୟନ୍ତ କ୍ରୋଧାନ୍ୱିତ ହୋଇ ଉଲୟ ନଦୀ ନିକଟରେ ଛିଡ଼ା ହୋଇଥିବା ଦୁଇ ଶିଙ୍ଗ ବିଶିଷ୍ଟ ଅଣ୍ତିରା ମେଷ ଆଡ଼କୁ ଧାଇଁଲା। 7 ଏବଂ ମୁଁ ଦେଖିଲି ଯେ ସେହି ଛାଗ ପ୍ରଚଣ୍ତ କ୍ରୋଧରେ ସେହି ମେଷ ନିକଟକୁ ଆସିଲା ଓ ଉତ୍ତେଜିତ ହୋଇ ମେଷକୁ ଆଘାତ କଲା ଓ ତାହାର ଦୁଇ ଶିଙ୍ଗ ଭାଙ୍ଗି ପକାଇଲା। ତେଣୁ ଅଣ୍ତିରା ମେଷ, ସେହି ଛାଗର ସମ୍ମୁଖୀନ ହୋଇ ପାରିଲା ନାହିଁ। ତା’ର ଠିଆ ହେବାକୁ ଶକ୍ତି ପାଇଲା ନାହିଁ। ସେହି ଛାଗ ତାକୁ ଭୂମିଶାୟୀ କରି ପାଦରେ ଦଳିଲା, ଆଉ ସେହି ଛାଗଠାରୁ ମେଷକୁ ରକ୍ଷା କରିବାକୁ କେହି ନ ଥିଲେ।
8 ସେହି ଛାଗ ଅତ୍ୟନ୍ତ ଶକ୍ତିଶାଳୀ ହୋଇ ନିଜର ପ୍ରତାପ ଦେଖାଉଥିଲା ବେଳେ ତା’ର ବୃହତ୍ ଶିଙ୍ଗ ଭାଙ୍ଗି ଗଲା ଓ ସେହି ସ୍ଥାନରେ ଗ୍ଭରି ଦିଗକୁ ଗ୍ଭରିଟି ବିଲକ୍ଷଣ ଶିଙ୍ଗ ଉତ୍ପନ୍ନ ହେଲା।
9 ତା’ପରେ ସେହି ଶିଙ୍ଗଗୁଡ଼ିକୁ ମଧ୍ୟରୁ କ୍ଷୁଦ୍ର ଶିଙ୍ଗଟି ଦକ୍ଷିଣ, ପୂର୍ବ ଓ ରମ୍ୟଦେଶ ଆଡ଼କୁ ବଢ଼ିଲା। 10 ସେହି ଛୋଟ ଶିଙ୍ଗଟି ଆକାଶ ପର୍ଯ୍ୟନ୍ତ ବଢ଼ିଲା। ଏହା ଆକାଶର କେତେକ ତାରାଙ୍କୁ ଭୂମିରେ ଖସାଇ ପକାଇଲା ଓ ସେମାନଙ୍କୁ ପାଦରେ ଦଳିଲା। 11 ଆଉ ସେହି ଶିଙ୍ଗଟି ଅତି ବଳିଷ୍ଠ ହୋଇ ପରମେଶ୍ୱରଙ୍କ ସ୍ୱର୍ଗୀୟ ସୈନ୍ୟମାନଙ୍କ ଦଳପତି ବିରୁଦ୍ଧରେ ଗଲା, ଏହା ତାଙ୍କଠାରୁ ଦୈନନ୍ଦିନ ହୋମାର୍ଥକ ବଳି ଛଡ଼େଇ ନେଲା ଓ ମନ୍ଦିରକୁ ଧ୍ୱଂସ କଲା। 12 ତା’ପରେ ନିତ୍ୟ ହୋମବଳି ବିରୁଦ୍ଧରେ ଦୋଷ କରିବାକୁ ଗୋଟିଏ ବାହୀନୀ ତାଙ୍କୁ ସମର୍ପିତ କଲେ। ଏହା ସତ୍ୟକୁ ତଳେ ପକାଇ ଦେଲା, ଯାହା ଇଚ୍ଛା ତାହା କଲା।
13 ତା’ପରେ ଏକ ପବିତ୍ର ସ୍ୱର୍ଗଦୂତ କହିବାର ମୁଁ ଶୁଣିଲି। ତା’ପରେ ଅନ୍ୟ ଏକ ସ୍ୱର୍ଗଦୂତ ଏହି ଦୂତକୁ ପଗ୍ଭରିଲେ, “କେତେଦିନ ପର୍ଯ୍ୟନ୍ତ ନିତ୍ୟ ହୋମବଳି ବିରୁଦ୍ଧରେ ଏହି ଦର୍ଶନ ରହିବ ଏବଂ କେତେକାଳ ପର୍ଯ୍ୟନ୍ତ ଏହି ଲୋମହର୍ଷକ ଦୋଷ ଗ୍ଭଲିବ ଯେ, ମନ୍ଦିର ଏହିପରି ଭାବରେ ପଦଦଳନ ହେବାକୁ ଅନୁମତି ହୋଇଛି?”
14 ଅନ୍ୟ ପବିତ୍ର ବ୍ୟକ୍ତି ଉତ୍ତର କଲେ, “ଏହା 2300 ଦିନ ପର୍ଯ୍ୟନ୍ତ ଗ୍ଭଲିବ। ତା’ପରେ ଧର୍ମଧାମ ପ୍ରତିଷ୍ଠିତ ହେବ।”
ଦାନିୟେଲଙ୍କ ଦର୍ଶନ ବ୍ୟାଖ୍ୟା କରାଗଲା
15 ଅନନ୍ତର ମୁଁ, ଦାନିୟେଲ, ଏହି ଦର୍ଶନ ପାଇଲା ପରେ ତାହା ବୁଝିବା ପାଇଁ ଚେଷ୍ଠା କଲି। ଏବଂ ଜଣେ ମନୁଷ୍ୟ ପରି ଦେଖାଯାଉଥିବା ପ୍ରାଣୀ ମୋ’ ସମ୍ମୁଖରେ ଆବିର୍ଭାବ ହୋଲା। 16 ପୁଣି ଉଲୟ ନଦୀ ମଧ୍ୟରୁ ମୁଁ ଏକ ମନୁଷ୍ୟର ସ୍ୱର ଶୁଣିଲି। ସେ ଡାକି କହିଲା, “ହେ ଗାବ୍ରିଏଲ, ଏହି ମନୁଷ୍ୟକୁ ଦର୍ଶନର ତାତ୍ପର୍ଯ୍ୟ ବୁଝାଇ ଦିଅ।”
17 ମନୁଷ୍ୟାକୃତି ସ୍ୱର୍ଗଦୂତ ଗାବ୍ରିଏଲ ମୋ’ ନିକଟକୁ ଆସିଲେ। ମୁଁ ଭୟଭୀତ ହୋଇ ତାଙ୍କ ପାଦତଳେ ପଡ଼ିଗଲି। ମାତ୍ର ସେ ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ବୁଝ, ଏହି ଦର୍ଶନ ଶେଷକାଳ ବିଷୟକ ଅଟେ।”
18 ସେ ମୋତେ କହିଲା ବେଳେ ମୁଁ ଭୂମିରେ ମୁହଁ ମାଡ଼ି ଗଭୀର ନିଦ୍ରାରେ ଶୋଇଗଲି, ମାତ୍ର ସେ ମୋତେ ସ୍ପର୍ଶ କରି ଠିଆ କରାଇଲେ। 19 ଗାବ୍ରିଏଲ କହିଲେ, “ମୁଁ ତୁମ୍ଭକୁ ଦର୍ଶନ ସମ୍ବନ୍ଧରେ ବୁଝାଇବି, ଭବିଷ୍ୟତରେ କ’ଣ ଘଟିବ ଓ ତୁମ୍ଭର ଏହି ଦର୍ଶନ ନିରୂପିତ ଶେଷକାଳର କଥା ବୋଲି ଜଣାଇବି।
20 “ତୁମ୍ଭେ ମେଷର ଯେଉଁ ଦୁଇ ଶିଙ୍ଗ ଦେଖିଲ ସେଥିରୁ ଜଣେ ମାଦୀୟ ଓ ଅନ୍ୟ ଜଣେ ପାରସିକ ରାଜା। 21 ଆଉ ସେ ଛାଗ ହେଉଛି ଯବନ ଦେଶର ରାଜା। ସେହି ଛାଗର ଦୁଇ ଚକ୍ଷୁ ମଧ୍ୟରେ ଥିବା ବୃହତ୍ ଶିଙ୍ଗଟି ପ୍ରଥମ ରାଜା। 22 ଆଉ ଯେଉଁ ଶିଙ୍ଗ ଭଗ୍ନ ହୋଇ ସେ ସ୍ଥାନରେ ଗ୍ଭରିଶିଙ୍ଗ ଉତ୍ପନ୍ନ ହେଲା, ଏଥିରୁ ସେହି ଦେଶୀୟମାନଙ୍କ ମଧ୍ୟରୁ ଗ୍ଭରି ରାଜ୍ୟ ଉତ୍ପନ୍ନ ହେବାର ଜାଣିବ, ମାତ୍ର ସେଗୁଡ଼ିକ ପ୍ରଥମ ପରି ଶକ୍ତିଶାଳୀ ହେବେ ନାହିଁ।
23 “ଯେତେବେଳେ ସେହି ରାଜ୍ୟଗୁଡ଼ିକର ଶେଷ ସମୟ ଆସିବ ସେତେବେଳେ ଜଣେ ଅତି ସାହସୀ ଓ ନିଷ୍ଠୁର ରାଜା ଜନ୍ମ ହେବେ। ଆଉ ସେ ରାଜା ଅତି କୌଶଳୀ ହେବେ ମାତ୍ର ସେତେବେଳେ ବହୁ ପାପୀଷ୍ଠ ବ୍ୟକ୍ତି ଜନ୍ମ ନେଇଥିବେ। 24 ସେ ବଳରେ ଅତି ପରାକ୍ରମୀ ହେବ। ମାତ୍ର ତାହାର ନିଜ ବଳରେ ନୁହେଁ। ସେ ଭୟଙ୍କର ବିନାଶର କାରଣ ହେବ ଓ ଶକ୍ତିଶାଳୀ ହୋଇ ସ୍ୱେଚ୍ଛାଗ୍ଭରୀ ଭାବରେ କାର୍ଯ୍ୟ କରିବ। ଆଉ ସେ ପରାକ୍ରମୀ ଓ ପବିତ୍ର ଲୋକମାନଙ୍କୁ ବିନାଶ କରିବ।
25 “ପୁଣି ସେ ନିଜର କୌଶଳ, ଛଳ, ଜ୍ଞାନ ଓ ମିଥ୍ୟା ବଳରେ ସଫଳକାମୀ ହେବ। ସେ ନିଜ ଅନ୍ତଃକରଣରେ ନିଜକୁ ବଡ଼ ମନେ କରିବ ଓ ନିରାପଦ ସମୟରେ ଅନେକଙ୍କୁ ବିନାଶ କରିବ। ଆଉ ଅଧିପତିଙ୍କର ଅଧିପତିଙ୍କ ପ୍ରତିକୂଳରେ ଠିଆ ହେବ। ମାତ୍ର ସେ ମଣିଷ ହସ୍ତରେ ବିନାଶ ହେବ ନାହିଁ।
26 “ସେ ସମୟରେ ଦର୍ଶନ ବିଷୟରେ ମୁଁ ଯାହା କହିଲି ସେସବୁ ସତ୍ୟ, ମାତ୍ର ତୁମ୍ଭେ ସେହି ଦର୍ଶନ ମୁଦ୍ରାଙ୍କିତ କର। କାରଣ ତାହା ଆଗାମୀ ବହୁ ଦିନ ପର୍ଯ୍ୟନ୍ତ ଘଟିବ ନାହିଁ।”
27 ମୁଁ, ଦାନିୟେଲ ଏହା ପରେ ବିଶେଷ କ୍ଳାନ୍ତ ହୋଇ ପଡ଼ିଲି। ସେହି ଦର୍ଶନ ପରେ ଅନେକ ଦିନ ପର୍ଯ୍ୟନ୍ତ ପୀଡ଼ିତ ହେଲି। ତା’ପରେ ମୁଁ ଉଠି ରାଜକାର୍ଯ୍ୟ କଲି। କିନ୍ତୁ ସେ ଦର୍ଶନରେ ବିବ୍ରତ ହୋଇ ପଡ଼ିଲି କାରଣ ସେ ଦର୍ଶନର ଅର୍ଥ କିଛି ବୁଝିଲି ନାହିଁ।
ଦାନିୟେଲଙ୍କ ପ୍ରାର୍ଥନା
9 ଦାରିୟାବସଙ୍କ ରାଜତ୍ୱର ପ୍ରଥମ ବର୍ଷରେ ଏହିସବୁ ଘଟଣାମାନ ଘଟିଲା। ଦାରିୟାବସ୍ ମାଦୀୟ ବଂଶର ଉତ୍ତରାଧିକାରୀ ଥିଲେ। ତାଙ୍କର ପିତା ଅକ୍ଷଶ୍ୱେରସର ଥିଲେ। ସେ କଲ୍ଦୀୟର ରାଜା ପଦରେ ଉପଯୋଗୀ ହେଲେ। 2 ଦାରିୟାବସଙ୍କ ରାଜତ୍ୱର ପ୍ରଥମ ବର୍ଷରେ ମୁଁ ଦାନିୟେଲ, କେତେକ ଗ୍ରନ୍ଥ ପାଠକରି ଜାଣିଲି ଯେ, ଯିରିମିୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କଠାରୁ ବୁଝିଲେ ଯିରୁଶାଲମର ପୁନଃନିର୍ମାଣ ପ୍ରଳୟର ସତୁରି ବର୍ଷ ପରେ ଘଟିଲା।
3 ଏଣୁ ମୁଁ ଉପବାସ, ଚଟବସ୍ତ୍ର ପରିଧାନ ଓ ଭସ୍ମ ଲେପନ କରି ପ୍ରାର୍ଥନା ଓ ବିନତି ଦ୍ୱାରା ପ୍ରଭୁ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ତାଙ୍କ ପ୍ରତି ଦୃଷ୍ଟି ଦେଲି। 4 ପୁଣି ମୁଁ ମୋର ପରମେଶ୍ୱର ସଦାପ୍ରଭୁଙ୍କୁ ପ୍ରାର୍ଥନା କଲି ଓ ମୋର ପାପ ସ୍ୱୀକାର କରି କହିଲି,
“ହେ ସଦାପ୍ରଭୁ, ତୁମ୍ଭେ ମହାନ ଓ ଭୟାନକ ପରମେଶ୍ୱର। ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ଓ ତୁମ୍ଭର ଚୁକ୍ତି ପାଳନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ଦୟା ଓ ନିୟମ କରିଥାଅ।
5 “ମାତ୍ର, ହେ ସଦାପ୍ରଭୁ, ଆମ୍ଭେମାନେ ପାପ ଓ କୁଟିଳାଚରଣ କରିଅଛୁ। ଆଉ ଦୁଷ୍କର୍ମ କରି ବିଦ୍ରୋହୀ ହୋଇଅଛୁ। ଆଉ ତୁମ୍ଭର ବିଧି ଓ ଶାସନ ପଥ ତ୍ୟାଗ କରିଅଛୁ। 6 ତୁମ୍ଭର ଭବିଷ୍ୟଦ୍ବକ୍ତାମାନଙ୍କ ପ୍ରତି ଆମ୍ଭେ କର୍ଣ୍ଣପାତ କରି ନାହୁଁ। ସେମାନେ ଆମ୍ଭର ରାଜାମାନଙ୍କୁ, ଆମ୍ଭର ନେତାମାନଙ୍କୁ, ଆମ୍ଭର ପିତୃପୁରୁଷଗଣଙ୍କୁ ଏବଂ ଇସ୍ରାଏଲକୁ ତୁମ୍ଭର ନାମରେ କହିଥିଲେ।
7 “ହେ ସଦାପ୍ରଭୁ, ତୁମ୍ଭେ ପରମ ଧାର୍ମିକ ଓ ଧାର୍ମିକତା ତୁମ୍ଭର ଅଟେ। ମାତ୍ର ଆଜିକାର ନ୍ୟାୟରେ ଆମ୍ଭେମାନେ ଲଜ୍ଜାର ପାତ୍ର। ଆଉ ତୁମ୍ଭ ବିରୁଦ୍ଧରେ ସତ୍ୟ ଲଙ୍ଘନ ଯୋଗୁଁ ଯିହୁଦାର ଲୋକ ଓ ଯିରୁଶାଲମ ନିବାସୀ, ତୁମ୍ଭ ଦ୍ୱାରା ବିତାଡ଼ିତ ସମସ୍ତ ଦେଶସ୍ଥ ନିକଟବର୍ତ୍ତୀ ଓ ଦୂରବର୍ତ୍ତୀ ସମସ୍ତ ଇସ୍ରାଏଲ ଲୋକ ଲଜ୍ଜାର ପାତ୍ର।
8 “ହେ ସଦାପ୍ରଭୁ, ଆମ୍ଭେମାନେ ଲଜ୍ଜିତ ହେବା ଉଚିତ୍, ଆଉ ଆମ୍ଭର ସମସ୍ତ ଅଧିପତିଗଣ, ସମସ୍ତ ରାଜଗଣ ଓ ସମସ୍ତ ପୂର୍ବପୁରୁଷଗଣ ଲଜ୍ଜିତ ହେବା ଉଚିତ୍। କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
9 “ହେ ସଦାପ୍ରଭୁ, ତୁମ୍ଭେ ଦୟାଳୁ ଏବଂ କ୍ଷମାବାନ। କିନ୍ତୁ ପ୍ରକୃତରେ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛୁ। 10 ଆମ୍ଭେମାନେ ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କୁ ଅବମାନନା କରିଅଛୁ। ଯାହାକି ଆପଣା ଦାସ, ଭବିଷ୍ୟଦ୍ବକ୍ତାଗଣ ମାଧ୍ୟମରେ ଯେଉଁ ବ୍ୟବସ୍ଥା ସକଳ ରଖିଲେ ତାହା ସବୁ ଆମ୍ଭେମାନେ ପାଳନ କରି ନାହୁଁ। 11 ଆଉ ସମଗ୍ର ଇସ୍ରାଏଲ ତୁମ୍ଭର ବ୍ୟବସ୍ଥା ଲଙ୍ଘନ କରିଅଛନ୍ତି। ସେମାନେ ତୁମ୍ଭ ପ୍ରତି ବିମୁଖ ହୋଇଅଛନ୍ତି। ଏହି କାରଣରୁ ଅଭିଶାପ ଓ ପରମେଶ୍ୱରଙ୍କ ସେବକ ମୋଶାଙ୍କ ବ୍ୟବସ୍ଥାରେ ଲିଖିତ ପ୍ରତିଜ୍ଞା ଆମ୍ଭମାନଙ୍କ ଉପରେ ଢଳା ଯାଇଅଛି। କାରଣ ଆମ୍ଭେମାନେ ତାଙ୍କ ବିରୁଦ୍ଧରେ ପାପ କରିଅଛୁ।
12 “ତାଙ୍କ କାରଣରୁ ଆମ୍ଭମାନଙ୍କୁ ଓ ଯେଉଁମାନେ ଆମ୍ଭଙ୍କୁ ବିଗ୍ଭର ଦେଲେ, ସେମାନଙ୍କ ବିରୁଦ୍ଧରେ ମହା ଅମଙ୍ଗଳ ଘଟାଇଛନ୍ତି। ଏହି କାରଣରୁ କୌଣସି ନଗର ଯିରୁଶାଲମ ପରି ଦୁଃଖ ଭୋଗ କରି ନାହିଁ। 13 ମୋଶାଙ୍କ ଲିଖିତ ବ୍ୟବସ୍ଥାନୁସାରେ ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି। ତଥାପି ଆମ୍ଭେମାନେ ସଦାପ୍ରଭୁଙ୍କର ଅନୁଗ୍ରହ ଭିକ୍ଷା କରି ନାହୁଁ କି ପାପରୁ ବିରତ ହୋଇ ନାହୁଁ ଓ ତାଙ୍କର ସତ୍ୟତା ପ୍ରତି ଧ୍ୟାନ ଦେଇ ନାହୁଁ। 14 ସଦାପ୍ରଭୁ ଆମ୍ଭମାନଙ୍କ ଅମଙ୍ଗଳାର୍ଥେ ଜାଗ୍ରତ ହୋଇ ଏହି ସମସ୍ତ ଘଟାଇ ଅଛନ୍ତି। ଆମ୍ଭେମାନେ କରିଥିବା ସମସ୍ତ ପାପ ପାଇଁ ଆମ୍ଭକୁ ଦଣ୍ତିତ କରିବା ଯଥାର୍ଥତା ଅଟେ। ମାତ୍ର ଆମ୍ଭେମାନେ ତାହାଙ୍କ ବାକ୍ୟ ପ୍ରତି ଧ୍ୟାନ ଦେଇ ନାହୁଁ।
15 “ଏଣୁ ହେ ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁ, ତୁମ୍ଭେ ତୁମ୍ଭର ବଳବାନ ହସ୍ତଦ୍ୱାରା ଆପଣା ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଛ। ଏବେ ମଧ୍ୟ ତୁମ୍ଭେ ପ୍ରସିଦ୍ଧି ଲାଭ କରିଅଛ। ହେ ପ୍ରଭୁ, ଆମ୍ଭେମାନେ ପାପ କରିଅଛୁ ଓ ଆମ୍ଭେମାନେ ଦୁଷ୍କର୍ମ କରିଅଛୁ। 16 ହେ ସଦାପ୍ରଭୁ, ବିନୟ କରୁଅଛୁ, ତୁମ୍ଭର ସମସ୍ତ ଧାର୍ମିକତା ଅନୁଯାୟୀ ତୁମ୍ଭର ନଗର ଯିରୁଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କ୍ରୋଧ ଓ କୋପ ନିବୃତ୍ତ ହେଉ। ତୁମ୍ଭର କ୍ରୋଧ ନ୍ୟାୟୋଚିତ। ମାତ୍ର ଆମ୍ଭ ଚତୁର୍ଦ୍ଦିଗସ୍ଥ ଲୋକେ ଆମ୍ଭମାନଙ୍କୁ ନିନ୍ଦା କରୁଛନ୍ତି ଓ ଉପହାସ କରୁଛନ୍ତି। କାରଣ ଆମ୍ଭେମାନେ ଓ ଆମ୍ଭ ପୂର୍ବପୁରୁଷଗଣ ପାପ କରିଛନ୍ତି।
17 “ଏଣୁ ବର୍ତ୍ତମାନ ହେ ସଦାପ୍ରଭୁ, ତୁମ୍ଭ ଦାସର ପ୍ରାର୍ଥନା ଗ୍ରହଣ କର। ତୁମ୍ଭର ପବିତ୍ର ସ୍ଥାନକୁ କରୁଣା ସହକାରେ ଦେଖ। ତୁମ୍ଭର ନିଜର ଖ୍ୟାତି ପାଇଁ ଏହା କର। 18 ହେ ମୋର ପରମେଶ୍ୱର, କର୍ଣ୍ଣ ଡେରି ଶୁଣ। ଆପଣା ଚକ୍ଷୁ ମେଲି ଆମ୍ଭମାନଙ୍କର ଦୁରବସ୍ଥା ଦେଖ। ତୁମ୍ଭ ନାମରେ ଖ୍ୟାତି ଏହି ନଗର ଅବସ୍ଥା ଦେଖ। ଆମ୍ଭେମାନେ ଆମ୍ଭମାନଙ୍କର ଧାର୍ମିକତା ଯୋଗୁଁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭକୁ ନିବେଦନ କରୁଅଛୁ। 19 ହେ ସଦାପ୍ରଭୁ ଶୁଣ, ହେ ସଦାପ୍ରଭୁ, କ୍ଷମା କର, ହେ ପରମେଶ୍ୱର, ଅବଧାନ ପୂର୍ବକ କର୍ମ କର। ବିଳମ୍ବ କର ନାହିଁ, ହେ ମୋର ପରମେଶ୍ୱର ନିଜର ନାମ ସକାଶେ କର୍ମ କର। କାରଣ ତୁମ୍ଭର ନଗର ଏ ତୁମ୍ଭର ଲୋକମାନେ ତୁମ୍ଭ ନାମରେ ଖ୍ୟାତ ଅଟନ୍ତି।”
ସତୁରି ସପ୍ତାହ ବିଷୟରେ ଦର୍ଶନ
20 ମୁଁ ସେହିସବୁ କଥା ପରମେଶ୍ୱରଙ୍କୁ ପ୍ରାର୍ଥନାରେ ନିବେଦନ କରୁଥିଲି। ମୋର ପାପ ଓ ଇସ୍ରାଏଲ ଲୋକଙ୍କର ପାପ ସ୍ୱୀକାର କରୁଥିଲି। ଆଉ ମୋର ପରମେଶ୍ୱରଙ୍କ ପବିତ୍ର ପର୍ବତ ନିମନ୍ତେ ମୋର ପରମେଶ୍ୱର ସଦାପଭୁଙ୍କ ଛାମୁରେ ମୋର ନିବେଦନ ଉତ୍ସର୍ଗ କରୁଥିଲି। 21 ଯେତେବେଳେ ମୁଁ ପ୍ରାର୍ଥନା କରୁଥିଲି, ମୋର ପ୍ରଥମ ଦର୍ଶନରେ ଗାବ୍ରିଏଲ ଯାହାକୁ ମୁଁ ମୋ’ ନିକଟକୁ ଉଡ଼ିକି ଆସିବାର ଦେଖିଲି। ସେ ସନ୍ଧ୍ୟାବେଳେ ବଳିଦାନ ଉତ୍ସର୍ଗ ସମୟରେ ଆସି ମୋତେ ସ୍ପର୍ଶ କଲେ। 22 ଗାବ୍ରିଏଲ ମୋତେ ଶିକ୍ଷା ଦେଇ କହିଲେ, “ହେ ଦାନିୟେଲ, ମୁଁ ତୁମ୍ଭକୁ ବୁଝିବା ପାଇଁ ଜ୍ଞାନ ପ୍ରଦାନ କରୁଅଛି। 23 ଯେତେବେଳେ ତୁମ୍ଭେ ପ୍ରାର୍ଥନା କରିବାକୁ ଆରମ୍ଭ କଲ, ମୁଁ ତୁମ୍ଭକୁ ଜଣାଇବାକୁ ଆସିଲି। କାରଣ ତୁମ୍ଭେ ପରମେଶ୍ୱରଙ୍କର ଅତ୍ୟନ୍ତ ପ୍ରିୟପାତ୍ର। ଏହି ଆଦେଶକୁ ବୁଝ ଓ ଏହି ଦର୍ଶନକୁ ମଧ୍ୟ ବୁଝ।
24 “ହେ ଦାନିୟେଲ, ପରମେଶ୍ୱର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହେବାର ଲକ୍ଷ୍ୟ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହେବା। ଏହାର ଲକ୍ଷ୍ୟ ଲୋକମାନଙ୍କୁ ପ୍ରାୟଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାୟୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡ଼ିକ ଓ ଭବିଷ୍ୟଦ୍ବାଣୀ ଓ ପବିତ୍ର ସ୍ଥାନରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ୟ କରେ।
25 “ଏହା ଜାଣ ଏବଂ ଏହା ବୁଝ, ଆଦେଶ ହେବାଠାରୁ ଫେରାଇବାକୁ ଏବଂ ଯିରୁଶାଲମ ନିର୍ମିତ କର, ଯେପର୍ଯ୍ୟନ୍ତ ଗୋଟିଏ ଅଭିଷିକ୍ତ ରାଜକୁମାର ସାତ ସପ୍ତାହ ଓ ବାଷଠି ସପ୍ତାହରେ, ସହର ପୂର୍ଣ୍ଣ ନିର୍ମିତ ହେବ। କିନ୍ତୁ ଏହାର ମୁଖ୍ୟ ରାସ୍ତା ଓ କାନ୍ଥ, ଅସୁବିଧା ସମୟରେ ହେବ। 26 ପୁଣି ବାଷଠି ସପ୍ତାହ ପରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ଓ ଅକିଞ୍ଚନ ହେବେ। ଆଉ ଆଗାମୀ ଅଧିପତିର ଲୋକମାନେ ନଗର ଓ ପବିତ୍ର ସ୍ଥାନ ନଷ୍ଟ କରିବେ। ବନ୍ୟାରେ ତାହା ଶେଷ ହେବ। ପୁଣି ଶେଷ ପର୍ଯ୍ୟନ୍ତ ଯୁଦ୍ଧ ହେବ। ଆଉ ପରମେଶ୍ୱର ସେ ସ୍ଥାନର ସମ୍ପୂର୍ଣ୍ଣ ବିନାଶ ପାଇଁ ଆଦେଶ କରିଛନ୍ତି।
27 “ତା’ପରେ ଆଗାମୀ ଅଧିପତି ଏକ ସପ୍ତାହ ପର୍ଯ୍ୟନ୍ତ ଅନେକ ଲୋକଙ୍କ ସହିତ ଦୃଢ଼ ଚୁକ୍ତି କରିବ ଓ ଅର୍ଦ୍ଧ ସପ୍ତାହ ଯଜ୍ଞ ଓ ନୈବେଦ୍ୟ ନିବୃତ୍ତ କରାଇବ। ଆଉ ଘୃଣ୍ୟବସ୍ତ୍ର ସହ ଜଣେ ବିନାଶକ ଆସିବ ଓ ସେ ଭୟଙ୍କର ବିନାଶ ସାଧନ କରିବ। ମାତ୍ର ପରମେଶ୍ୱର ସେହି ବିନାଶକର ସମ୍ପୂର୍ଣ୍ଣ ବିନାଶ କରିବେ।”
ଟାଇଗ୍ରୀସ୍ ନଦୀ ନିକଟରେ ଦାନିୟେଲଙ୍କ ଦର୍ଶନ
10 ପାରସ୍ୟର ରାଜା କୋରସର ରାଜତ୍ୱର ତୃତୀୟ ବର୍ଷରେ ବେଲ୍ଟଶତ୍ସର ନାମରେ ପରିଚିତ ଦାନିୟେଲଙ୍କ ପ୍ରତି ଏକ ବିଷୟ ପ୍ରକାଶିତ ହେଲା। ସେ ସବୁ ସତ୍ୟ ବୁଝିବାକୁ କଠି; ମାତ୍ର ଦାନିୟେଲ ତାହା ବୁଝିଲେ ଓ ଦର୍ଶନ ବିଷୟ ତାଙ୍କୁ ଗୋଚର ହେଲା।
2 ସେହି ସମୟରେ ମୁଁ, ଦାନିୟେଲ ତିନି ସପ୍ତାହ ପର୍ଯ୍ୟନ୍ତ ଶୋକ କରୁଥିଲି। 3 ଏହି ତିନି ସପ୍ତାହ ଧରି ମୁଁ କୌଣସି ସୁସ୍ୱାଦୁ ଖାଦ୍ୟ ଭୋଜନ କଲି ନାହିଁ କି କୌଣସି ମାଂସ ଭକ୍ଷ୍ୟଣ କଲି ନାହିଁ କି ଦ୍ରାକ୍ଷାରସ ପାନ କଲି ନାହିଁ। ଆଉ ମୁଁ ମୋ’ ମୁଣ୍ତରେ ତୈଳ ଲଗାଇଲି ନାହିଁ।
4 ବର୍ଷର ପ୍ରଥମ ମାସର ଚତୁର୍ବିଂଶ ଦିବସରେ ମୁଁ ଟାଇଗ୍ରୀସ୍ ନାମକ ମହାନଦୀ ତୀରରେ ଠିଆ ହୋଇଥିଲି। 5 ସେଠାରେ ଛିଡ଼ା ହୋଇଥିଲା ବେଳେ ମୁଁ, ଶୁକ୍ଳବସ୍ତ୍ର ପରିହିତ ଓ ସୁବର୍ଣ୍ଣର ଏକ ବନ୍ଧନୀ କଟି ଦେଶରେ ଥିବା ଏକ ମନୁଷ୍ୟକୁ ଦେଖିଲି। 6 ତାହାଙ୍କ ଶରୀର ମଣି ତୁଲ୍ୟ ଚକମକ କରୁଥିଲା, ତାଙ୍କର ମୁଖ ଉଜ୍ଜ୍ୱଳ ବିଦ୍ୟୁତ୍ର ଆଲୋକ ତୁଲ୍ୟ, ଚକ୍ଷୁ ଜ୍ୱଳନ୍ତ ମଶାଲ ତୁଲ୍ୟ ଓ ତାହାଙ୍କ ହସ୍ତ ଓ ପାଦ ପରିସ୍କୃତ ପିତ୍ତଳର ଆଭା ତୁଲ୍ୟ ଥିଲା। ଆଉ ତାଙ୍କର ସ୍ୱର ଜନଗହଳିର ରବତୁଲ୍ୟ ଉଚ୍ଚ ଥିଲା।
7 ପୁଣି ମୁଁ, ଦାନିୟେଲ, ଏକାକୀ ସେହି ଦର୍ଶନ ଦେଖିଲି। କାରଣ ମୋର ସାଥୀମାନେ ସେହି ଦର୍ଶନ ଦେଖିଲେ ନାହିଁ, ସେମାନେ ଅତ୍ୟନ୍ତ ଭୟଭୀତ ହୋଇ ଲୁଚି ପଳାୟନ କଲେ। 8 ତହିଁରେ ମୁଁ ଏକାକୀ ରହି ସେହି ମହା ଦର୍ଶନ ଦେଖିଲି। ମୁଁ ଅତ୍ୟନ୍ତ ଭୟଭୀତ ହୋଇ ମୋର ସମସ୍ତ ଶକ୍ତି ହରାଇଲି। ମୋର ମୁଖ ମୃତ ବ୍ୟକ୍ତିର ମୁଖପରି ରକ୍ତହୀନ ହୋଇଗଲା ଓ ମୁଁ ଅସହାୟ ବୋଧ କଲି। 9 ସେତେବେଳେ ମୁଁ ତାଙ୍କର ବାକ୍ୟର ସ୍ୱର ଶୁଣିଲି, ଆଉ ଯେତେବେଳେ ସେହି ବାକ୍ୟର ରବ ଶୁଣିଲି, ମୁଁ ମୁହଁ ମାଡ଼ି ଗଭୀର ନିଦ୍ରାରେ ଶୋଇଗଲି।
10 ତା’ପରେ ଏକ ହସ୍ତର ସ୍ପର୍ଶ ମୁଁ ଅନୁଭବ କଲି ଓ ମୁଁ ହସ୍ତପାପୁଲି ଓ ଆଣ୍ଠୁରେ ନିର୍ଭର କଲି। ତଥାପି ମୁଁ ଭୟରେ ଥରୁଥିଲି। 11 ସେ ମୋତେ କହିଲେ, “ହେ ଦାନିୟେଲ, ତୁମ୍ଭେ ପରମେଶ୍ୱରଙ୍କର ଅତି ପ୍ରିୟପାତ୍ର। ମୋ’ କଥା ଶୁଣ ଓ ମୋତେ ବୁଝିବାକୁ ଚେଷ୍ଟା କର।” ଛିଡ଼ା ହୁଅ। ମୁଁ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛି। ସେ ମୋତେ ଏହିକଥା କହିବାରୁ ମୁଁ କମ୍ପିତ ହୋଇ ଛିଡ଼ା ହେଲି। 12 ତା’ପରେ ସେ ମୋତେ କହିଲେ, “ହେ ଦାନିୟେଲ, ଭୟ କର ନାହିଁ କାରଣ ତୁମ୍ଭେ ବୁଝିବା ପାଇଁ ଓ ତୁମ୍ଭ ପରମେଶ୍ୱରଙ୍କର ସାକ୍ଷାତରେ ନିଜକୁ ନମ୍ର କଲ। ସେହି ଦିନଠାରୁ ତୁମ୍ଭର ବାକ୍ୟ ଶୁଣାଯାଇଛି। ମୁଁ ତୁମ୍ଭ ପାଖକୁ ଆସିଲି କାରଣ ତୁମ୍ଭେ ପ୍ରାର୍ଥନା କରି ଆସୁଅଛି। 13 ମାତ୍ର ପାରସ୍ୟ ରାଜ୍ୟର ରାଜକୁମାର ଏକୋଇଶ ଦିନ ପର୍ଯ୍ୟନ୍ତ ଆମ୍ଭକୁ ବାଧା ଦେଲା, ଆଉ ଦୂତମାନଙ୍କ ମଧ୍ୟରେ ପ୍ରଧାନ ମୀଖାୟେଲ ମୋତେ ସାହାଯ୍ୟ କରିବାକୁ ଆସିଲେ। କାରଣ ପାରସ୍ୟର ରାଜକୁମାର ମୋତେ ପଛରୁ ଟାଣି ଧରିଥିଲା। 14 ଏବେ ଭବିଷ୍ୟତରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା ଘଟିବ, ତାହା ବୁଝାଇ ଦେବା ପାଇଁ ମୁଁ ଆସିଅଛି। କାରଣ ଏହି ଦର୍ଶନ ଭବିଷ୍ୟତ ବିଷୟରେ ଅଟେ।”
15 ସେ ମୋତେ ଏହା କହିଲା ପରେ ମୁଁ ଭୂମିରେ ମୁହଁ ମାଡ଼ି ଅବାକ୍ ହୋଇ ରହିଲି। 16 ସେତେବେଳେ ମନୁଷ୍ୟାକୃତି ଜଣେ ବ୍ୟକ୍ତି ମୋର ଓଷ୍ଠାଧର ସ୍ପର୍ଶ କଲେ। ମୋ’ ସମ୍ମୁଖରେ ଛିଡ଼ା ହୋଇଥିବା ଲୋକକୁ ମୁଁ କହିଲି, “ହେ ପ୍ରଭୁ, ଏହି ଦର୍ଶନ ଯୋଗୁଁ ମୋର ବେଦନା ମୋତେ କଷ୍ଟ ହେଉଛି। ଆଉ ମୁଁ କିଛି ବଳ ରଖି ପାରୁ ନାହିଁ। 17 ମୁଁ ଦାନିୟେଲ, ପ୍ରଭୁଙ୍କର ଦାସ। କିପରି ମୋର ପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରିବି। ମୋର ଶକ୍ତି ନାହିଁ, ଏପରିକି ମୁଁ ନିଶ୍ୱାସ ନେଇ ପାରୁ ନାହିଁ।”
18 ସେତେବେଳେ ମନୁଷ୍ୟାକୃତି ଜଣେ ବ୍ୟକ୍ତି ପୁନର୍ବାର ମୋତେ ସ୍ପର୍ଶ କଲେ ଓ ମୁଁ ପୁଣି ସବଳ ହେଲି। 19 ପୁଣି ସେ କହିଲେ, “ହେ ଦାନିୟେଲ, ପରମେଶ୍ୱର ତୁମ୍ଭକୁ ଅତ୍ୟଧିକ ପ୍ରେମ କରନ୍ତି, ତୁମ୍ଭେ ଭୟ କର ନାହିଁ। ତୁମ୍ଭର ଶାନ୍ତି ହେଉ ଓ ତୁମ୍ଭେ ସବଳ ହୁଅ।”
ସେ ଏହା କହିଲା ପରେ ମୁଁ ସବଳ ହୋଇ କହିଲି, “ହେ ପ୍ରଭୁ କୁହନ୍ତୁ, କାରଣ ତୁମ୍ଭେ ମୋତେ ସବଳ କରିଅଛ।”
20 ତେଣୁ ସେ କହିଲେ, “ହେ ଦାନିୟେଲ, ଆମ୍ଭେ ତୁମ୍ଭ ନିକଟକୁ କାହିଁକି ଆସିଅଛୁ ତୁମ୍ଭେ ଜାଣକି? ଏବେ ଆମ୍ଭେ ପାରସ୍ୟର ଅଧିପତି ସଙ୍ଗେ ଯୁଦ୍ଧ କରିବାକୁ ଫେରିଯିବା। ଆଉ ଆମ୍ଭେ ଗଲାପରେ ଗ୍ରୀସ୍ର ଅଧିପତି ଆସିବ। 21 ମାତ୍ର ପବିତ୍ର ପୁସ୍ତକରେ ଯାହା ଲିଖିତ ଅଛି ଆମ୍ଭେ ତୁମ୍ଭକୁ ଜଣାଇବୁ। କେବଳ ମୀଖାୟେଲ ମୋତେ ସେହି ଦୁଷ୍ଟ ସ୍ୱର୍ଗଦୂତମାନଙ୍କ ବିରୁଦ୍ଧରେ ସାହାଯ୍ୟ କରିବା ପାଇଁ ସେଠାରେ ଅଛନ୍ତି। ମୀଖାୟେଲ ହେଉଛନ୍ତି ତୁମ୍ଭର ଲୋକମାନଙ୍କର ରାଜକୁମାର।
1 ପ୍ରାଚୀନ ଯେ ମୁଁ, ମୁଁ ମୋର ପ୍ରିୟ ବନ୍ଧୁ ଗାୟଙ୍କ ନିକଟକୁ ଲେଖୁଛି। ମୁଁ ତାହାଙ୍କୁ ସତ୍ୟରେ ରହି ପ୍ରେମ କରେ।
2 ପ୍ରିୟ ବନ୍ଧୁ, ମୁଁ ଜାଣେ, ତୁମ୍ଭର ଆତ୍ମା କୁଶଳରେ ଅଛି। ତେଣୁ ମୁଁ ପ୍ରାର୍ଥନା କରେ, ତୁମ୍ଭେ ସବୁ ଦୃଷ୍ଟିରୁ ଭଲରେଥିବ। ତୁମ୍ଭର ଉତ୍ତମ ସ୍ୱାସ୍ଥ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି। 3 ଖ୍ରୀଷ୍ଟରେ କେତେକ ଭାଇମାନେ ଏଠାକୁ ଆସିଲେ ଓ ସତ୍ୟ ପ୍ରତି ତୁମ୍ଭର ବିଶ୍ୱସ୍ତତା ସମ୍ପର୍କରେ କହିଲେ। ସେମାନେ ମୋତେ କହିଲେ ଯେ ତୁମ୍ଭେ ଅବିରତ ସତ୍ୟ ପଥ ଅନୁସରଣ କରୁଛ। ଏହା ଶୁଣି ମୁଁ ଅତ୍ୟନ୍ତ ଆନନ୍ଦିତ ହେଲି। 4 ମୁଁ ଯେତେବେଳେ ଶୁଣେ ଯେ ମୋର ପିଲାମାନେ ସତ୍ୟର ମାର୍ଗ ଅନୁସରଣ କରୁଛନ୍ତି, ତାହା ମୋତେ ବିଶେଷ ଆନନ୍ଦ ଦିଏ।
5 ମୋର ପ୍ରିୟ ବନ୍ଧୁ, ଏହା ଉତ୍ତମ ଯେ ତୁମ୍ଭେ ଖ୍ରୀଷ୍ଟରେ ଥିବା ଭାଇମାନଙ୍କୁ ସାହାଯ୍ୟ କରୁଛ। ତୁମ୍ଭେ ଅପରିଚିତ ଭାଇମାନଙ୍କୁ ମଧ୍ୟ ସାହାଯ୍ୟ କରୁଛ। 6 ସେହି ଭାଇମାନେ, ତୁମ୍ଭର ପ୍ରେମ ସମ୍ବନ୍ଧରେ ମଣ୍ଡଳୀକୁ କହିଛନ୍ତି। ଦୟାକରି ତୁମ୍ଭେ ସେମାନଙ୍କୁ ସେମାନଙ୍କର ଯାତ୍ରାରେ ସାହାଯ୍ୟ କର। ତୁମ୍ଭେ ସେମାନଙ୍କୁ ଏପରି ସାହାଯ୍ୟ କର, ଯେପରି ତାହା ପରମେଶ୍ୱରଙ୍କୁ ସନ୍ତୁଷ୍ଟ କରିବ। 7 ସେହି ଭାଇମାନେ ଖ୍ରୀଷ୍ଟଙ୍କର ସେବା ପାଇଁ ଭ୍ରମଣ କରନ୍ତି। ସେମାନେ ବିଶ୍ୱାସ ନ କରୁଥିବା ଲୋକମାନଙ୍କଠାରୁ କିଛି ଗ୍ରହଣ କରନ୍ତି ନାହିଁ। 8 ତେଣୁ ଆମ୍ଭେ ସେହି ଭାଇମାନଙ୍କୁ ସାହାଯ୍ୟ କରିବା ଉଚିତ୍। ଆମ୍ଭେ ତାହାଙ୍କୁ ସାହାଯ୍ୟ କରିବା ଦ୍ୱାରା ଆମ୍ଭେ ସତ୍ୟ ନିମନ୍ତେ ସେମାନଙ୍କର କାର୍ଯ୍ୟରେ ଭାଗୀଦାର ହୋଇପାରିବା।
9 ମୁଁ ମଣ୍ଡଳୀକୁ ଗୋଟିଏ ପତ୍ର ଲେଖିଥିଲି। କିନ୍ତୁ ଦିୟତ୍ରଫା ଆମ୍ଭ କଥା ଶୁଣିବା ପାଇଁ ରାଜି ନୁହେଁ। ସେ ସର୍ବଦା ସେଠାରେ ନେତା ହୋଇ ରହିବା ପାଇଁ ଗ୍ଭହେଁ। 10 ମୁଁ ସେଠାରୁ ଆସିଲେ, ଦିୟତ୍ରିଫାର କାର୍ଯ୍ୟ ବିଷୟରେ କଥାବାର୍ତ୍ତା କରିବି। ସେ ଆମ୍ଭମାନଙ୍କ ବିଷୟରେ ମିଥ୍ୟା ଓ ମନ୍ଦ କଥାମାନ କହୁଛି। ଏହାଛଡ଼ା, ସେ ଖ୍ରୀଷ୍ଟଙ୍କ ପାଇଁ ସେବା କରୁଥିବା ଭାଇମାନଙ୍କୁ ମଧ୍ୟ ସାହାଯ୍ୟ କରୁ ନାହିଁ। ଯେଉଁମାନେ ସେହି ଭାଇମାନଙ୍କୁ ସାହାଯ୍ୟ କରିବାକୁ ଗ୍ଭହାନ୍ତି, ସେମାନଙ୍କୁ ମଧ୍ୟ ସେ ମନା କରୁଛି। ସେ ସେମାନଙ୍କୁ ମଣ୍ଡଳୀରୁ ବାହାର କରିଦିଏ।
11 ମୋର ପ୍ରିୟ ବନ୍ଧୁ, ମନ୍ଦ ବିଷୟକୁ ଅନୁସରଣ କର ନାହିଁ, କିନ୍ତୁ ଉତ୍ତମ ବିଷୟର ଅନୁଗାମୀ ହୁଅ। ଉତ୍ତମ କାର୍ଯ୍ୟ କରୁଥିବା ବ୍ୟକ୍ତି ପରମେଶ୍ୱରଙ୍କ ପାଖରୁ ଆସିଥାଏ। କିନ୍ତୁ ମନ୍ଦ କାର୍ଯ୍ୟ କରୁଥିବା ବ୍ୟକ୍ତି ପରମେଶ୍ୱରଙ୍କୁ କେବେ ଦେଖି ନାହିଁ।
12 ଦୀମୀତ୍ରିୟଙ୍କ ବିଷୟରେ ସମସ୍ତେ ଭଲକଥା କହନ୍ତି। ସେମାନେ ଯାହା କହନ୍ତି, ସତ୍ୟ ଏଥିର ସାକ୍ଷ୍ୟ ଦିଏ। ଆମ୍ଭେ ମଧ୍ୟ ତାହା ବିଷୟରେ ଭଲକଥା କହୁ, ଏବଂ ତୁମ୍ଭେ ଜାଣ ଯେ ଆମ୍ଭର ସାକ୍ଷ୍ୟ ସତ୍ୟ ଅଟେ।
13 ମୋର ତୁମ୍ଭକୁ କହିବା ପାଇଁ ବହୁତ ବିଷୟ ଅଛି। କିନ୍ତୁ ମୁଁ ତାହା କାଳି ଏବଂ କଲମରେ ଲେଖିବା ପାଇଁ ଗ୍ଭହୁଁ ନାହିଁ। 14 ମୋର ତୁମ୍ଭ ସହିତ ଶୀଘ୍ର ଦେଖା ହେବ ବୋଲି ଆଶା କରୁଛି। ସେତେବେଳେ ଆମ୍ଭେ ଏକାଠି ହୋଇ କଥା ହେବା। 15 ତୁମ୍ଭ ପ୍ରତି ଶାନ୍ତି ହେଉ। ମୋର ଏଠାରେ ଥିବା ବନ୍ଧୁମାନେ ତୁମ୍ଭ ପାଖକୁ ସେମାନଙ୍କର ପ୍ରେମ ଜଣାଉଛନ୍ତି। ଦୟାକରି ଆମ୍ଭର ପ୍ରେମ ସେଠାରେ ଥିବା ପ୍ରତ୍ୟେକ ବନ୍ଧୁଙ୍କୁ ଜଣାଇବ।
2010 by World Bible Translation Center