Old/New Testament
ହୋଶେୟଙ୍କ ଜରିଆରେ ସଦାପ୍ରଭୁ ପରମେଶ୍ୱରଙ୍କ ବାର୍ତ୍ତା
1 ବେରିଙ୍କ ପୁତ୍ର ହୋଶେୟଙ୍କ ନିକଟକୁ ସଦାପ୍ରଭୁଙ୍କ ଏହି ବାର୍ତ୍ତା ଆସିଲା। ଏହି ବାର୍ତ୍ତା ଯିହୁଦାର ରାଜା ଉଷିୟ, ଯୋଥମ୍, ଆହସ ଓ ହିଜକିୟଙ୍କ ରାଜତ୍ୱ କାଳରେ ଓ ଇସ୍ରାଏଲର ରାଜା ଯୋୟାସଙ୍କ ପୁତ୍ର ଯାରବିୟାମଙ୍କ ସମୟରେ ଆସିଥିଲା।
2 ସଦାପ୍ରଭୁଙ୍କର ହୋଶେୟ ପ୍ରତି ଏହା ଥିଲା ପ୍ରଥମ ବାର୍ତ୍ତା। ସଦାପ୍ରଭୁ କହିଲେ, “ଯାଅ, ଏକ ଗଣିକାକୁ ବିବାହ କର, ଯାହାଫଳରେ ବେଶ୍ୟାର ପୁତ୍ର ଜନ୍ମ ହେବ। କାରଣ ଏହି ଦେଶର ଲୋକମାନେ ଗଣିକା ପରି କାର୍ଯ୍ୟ କରିଛନ୍ତି। ସଦାପ୍ରଭୁଙ୍କଠାରେ ଅବିଶ୍ୱସ୍ତ ହୋଇଛନ୍ତି।”
ଯିଷ୍ରିୟେଲଙ୍କ ଜନ୍ମ
3 ତେଣୁ ହୋଶେୟ ଦିବ୍ଲାଇମଙ୍କ କନ୍ୟା ଗୋମରଙ୍କୁ ବିବାହ କଲେ। ଗୋମରା ଗର୍ଭବତୀ ହେଲେ ଏବଂ ହୋଶେୟଙ୍କ ପାଇଁ ଏକ ପୁତ୍ର ସନ୍ତାନ ଜନ୍ମ କଲେ। 4 ସଦାପ୍ରଭୁ ହୋଶେୟକୁ କହିଲେ, “ତା’ର ନାମ ଯିଷ୍ରିୟେଲ ଦିଅ। କାରଣ ଅଳ୍ପ ସମୟ ପରେ ମୁଁ ଯେହୂର ପରିବାରକୁ ଦଣ୍ତ ଦେବି। କାରଣ ସେ ଯିଷ୍ରିୟେଲ ଉପତ୍ୟକାରେ ରକ୍ତପାତ କରିଥିଲେ। ତା’ପରେ ମୁଁ ଇସ୍ରାଏଲ ସାମ୍ରାଜ୍ୟର ପତନ ଘଟାଇବି। 5 ମୁଁ ଇସ୍ରାଏଲର ଧନୁକୁ ସେହି ଯିଷ୍ରିୟେଲ ଉପତ୍ୟକାରେ ଭାଙ୍ଗିବି।”
ଲୋ-ରୁହାମାଙ୍କ ଜନ୍ମ
6 ତା’ପରେ ଗୋମର ପୁନର୍ବାର ଗର୍ଭବତୀ ହେଲେ ଓ ଏକ କନ୍ୟା ସନ୍ତାନ ଜନ୍ମ ଦେଲେ। ସଦାପ୍ରଭୁ ହୋଶେୟକୁ କହିଲେ, “ତା’ର ନାମ ଲୋ-ରୁହାମା ଦିଅ। କାରଣ ଆମ୍ଭେ ଏଣିକି ଇସ୍ରାଏଲ ଜାତିକୁ ଆଉ ଦୟା ଦେଖାଇବା ନାହିଁ। ଆମ୍ଭେ ସେମାନଙ୍କୁ କ୍ଷମା ଦେବା ନାହିଁ। 7 କିନ୍ତୁ ଆମ୍ଭେ ଯିହୁଦାର ଲୋକଙ୍କୁ ଦୟା ଦେଖାଇବା। ଆମ୍ଭେ ଯିହୁଦା ଦେଶକୁ ରକ୍ଷା କରିବା। ଆମ୍ଭେ ସେମାନଙ୍କୁ ରକ୍ଷା କରିବାକୁ ଖଣ୍ତା କି ଧନୁ ବ୍ୟବହାର କରିବା ନାହିଁ। ଆମ୍ଭେ ସେମାନଙ୍କୁ ରକ୍ଷା କରିବାକୁ ଯୁଦ୍ଧରେ ଅଶ୍ୱ କି ସୈନ୍ୟ ବ୍ୟବହାର କରିବା ନାହିଁ। ଆମ୍ଭେ ସେମାନଙ୍କୁ ଆମ୍ଭ ନିଜ ଶକ୍ତି ବଳରେ ରକ୍ଷା କରିବା।”
ଲୋ-ଆମୀଙ୍କ ଜନ୍ମ
8 ଗୋମରା ଲୋ-ରୁହାମାଙ୍କ ସେବା ଶେଷ କଲାପରେ ସେ ପୁନର୍ବାର ଗର୍ଭବତୀ ହେଲେ। ସେ ଗୋଟିଏ ପୁତ୍ର ସନ୍ତାନ ଜନ୍ମ ଦେଲେ। 9 ତା’ପରେ ସଦାପ୍ରଭୁ କହିଲେ, “ତା’ର ନାମ ଲୋ-ଆମୀ ଦିଅ। କାରଣ, ତୁମ୍ଭେମାନେ ଆମ୍ଭର ଲୋକ ନୁହଁ କି ଆମ୍ଭେ ତୁମ୍ଭର ପରମେଶ୍ୱର ନୁହଁ।”
The Lord Speaks to the Nation of Israel
10 “ସମୁଦ୍ରର ବାଲୁକା ସଦୃଶ ଇସ୍ରାଏଲ ସନ୍ତାନଗଣର ସଂଖ୍ୟା ଭବିଷ୍ୟତରେ ବୃଦ୍ଧି ପାଇବ। ତୁମ୍ଭେ ସମୁଦ୍ରର ବାଲିକୁ ମାପି ପାରିବ ନାହିଁ କି ଗଣି ପାରିବ ନାହିଁ। ଯେଉଁ ସ୍ଥାନରେ ସେମାନଙ୍କୁ କୁହାଯାଇଥିଲା, ସେହି ସ୍ଥାନରେ ଏହା ଘଟିବ। ସେମାନଙ୍କୁ ମଧ୍ୟ କୁହାଯିବ, ‘ତୁମ୍ଭେମାନେ ମୋ’ ଲୋକ ନୁହଁ। ତୁମ୍ଭେ ଜୀବନ୍ତ ପରମେଶ୍ୱରଙ୍କର ସନ୍ତାନ ଅଟ।’
11 “ତା’ପରେ ଯିହୁଦା ଓ ଇସ୍ରାଏଲର ଲୋକମାନେ ଏକତ୍ରିତ ହେବେ। ସେମାନେ ସେମାନଙ୍କ ପାଇଁ ଜଣେ ରାଜା ବାଛିବେ ଏବଂ ସେମାନଙ୍କର ଦେଶ ସବୁଠାରୁ ବଡ଼ ହେବ। ଯିଷ୍ରିୟେଲର ସମୟ ପ୍ରକୃତ ବଡ଼ ହେବ।”
2 “ତା’ପରେ ତୁମ୍ଭେ ତୁମ୍ଭର ଭାଇମାନଙ୍କୁ କହିବ, ‘ତୁମ୍ଭେମାନେ ଆମ୍ଭର ଲୋକ।’ ତୁମ୍ଭେ ତୁମ୍ଭର ଭଉଣୀମାନଙ୍କୁ କହିବ, ‘ସେ ତୁମ୍ଭମାନଙ୍କୁ ଦୟା ଦେଖାଇଛନ୍ତି।’”
2 “ମାଙ୍କ ସହିତ ଯୁକ୍ତି କର। କାରଣ ସେ ଆମ୍ଭର ସ୍ତ୍ରୀ ନୁହେଁ କି ଆମ୍ଭେ ତା’ର ସ୍ୱାମୀ ନୁହଁ। ବେଶ୍ୟା ପରି ନ ହେବାକୁ ତାଙ୍କୁ କୁହ। ତାଙ୍କୁ କୁହ ଯେଉଁ ପ୍ରେମିକମାନଙ୍କୁ ହୃଦୟରେ ସ୍ଥାନ ଦେଇଛନ୍ତି ସେମାନଙ୍କୁ ଦୂରେଇ ଦିଅନ୍ତୁ। 3 ଯଦି ସେ ତା’ର ବ୍ୟଭିଗ୍ଭରିତା ବନ୍ଦ ନ କରେ, ତେବେ ଆମ୍ଭେ ତାକୁ ଉଲଗ୍ନ କରିବା, ସେ ଯେପରି ଜନ୍ମ ହେବା ସମୟରେ ନମ୍ର ଥିଲା। ଆମ୍ଭେ ତା’ର ସମସ୍ତ ଲୋକମାନଙ୍କୁ ନେଇଯିବା ଏବଂ ସେ ମରୁଭୂମି ପରି ଶୂନ୍ୟ ହୋଇଯିବ। ଆମ୍ଭେ ତାକୁ ଶୋଷରେ ମାରିବା। 4 ତା’ର ପିଲାମାନଙ୍କ ଉପରେ ଆମ୍ଭର ଦୟା ନାହିଁ କାରଣ ସେମାନେ ଜାରଜ ସନ୍ତାନ। 5 ସେମାନଙ୍କର ମା ବେଶ୍ୟାପରି କାମ କରିଅଛି। ସେମାନଙ୍କର ମାଙ୍କ କୃତ କର୍ମ ପାଇଁ ଲଜ୍ଜିତ ହେବା ଉଚିତ୍। ସେ କହିଲା, ‘ମୁଁ ମୋର ପ୍ରେମିକମାନଙ୍କ ପାଖକୁ ଯିବି। ମୋର ପ୍ରେମିକମାନେ ମୋତେ ଖାଦ୍ୟ ଓ ପାଣି ଦେବେ। ସେମାନେ ମୋତେ ପଶମ ଓ ଲାଇଲନ୍ ଦେବେ। ସେମାନେ ମୋତେ ଦ୍ରାକ୍ଷାରସ ଓ ଅଲିଭ୍ ତେଲ ଦେବେ।’
6 “ତେଣୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପଥ କଣ୍ଟା ଦ୍ୱାରା ଅବରୋଧ କରିବା। ତା’ର ଚତୁର୍ଦ୍ଦିଗରେ ପ୍ରାଚୀର ନିର୍ମାଣ କରିବା, ଯାହା ଫଳରେ ସେ ଆଉ ପଥ ପାଇବ ନାହିଁ। 7 ସେ ତା’ର ପ୍ରିୟ ପ୍ରେମିକ ପଛରେ ଧାଇଁବ, କିନ୍ତୁ ସେ ସେମାନଙ୍କୁ ମଧ୍ୟ ଧରି ପାରିବ ନାହିଁ। ସେ ସେମାନଙ୍କୁ ବହୁ ଖୋଜିବ କିନ୍ତୁ ପାଇପାରିବ ନାହିଁ। ତା’ପରେ ସେ କହିବ, ‘ମୁଁ ମୋର ପ୍ରଥମ ପ୍ରେମିକ, ପରମେଶ୍ୱରଙ୍କ ନିକଟକୁ ଫେରିଯିବି। ତାଙ୍କ ପାଖରେ ଥିଲା ବେଳେ ମୋର ଜୀବନ, ବର୍ତ୍ତମାନ ଅପେକ୍ଷା ଅଧିକ ଭଲ ଥିଲା।’
8 “ସେ ଜାଣି ନ ଥିଲା ଆମ୍ଭେ ଯିଏ କି ତାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଉଥିଲୁ। ଆମ୍ଭେ ଅଧିକରୁ ଅଧିକ ସୁନା, ରୂପା ତାକୁ ଦେଇ ଗ୍ଭଲିଥିଲୁ। କିନ୍ତୁ ଇସ୍ରାଏଲୀୟମାନେ ସେହି ସୁନା ଓ ରୂପାକୁ ବାଲ୍ର ମୂର୍ତ୍ତି ତିଆରିରେ ବ୍ୟବହାର କଲେ। 9 ତେଣୁ ଆମ୍ଭେ ଫେରି ଆସିବା। ଆମ୍ଭେ ଆମ୍ଭର ସେହି ସମୟରେ ଅମଳ ହେଉଥିବା ଶସ୍ୟ ଫେରାଇ ନେବା। ଅଙ୍ଗୁର ଦ୍ରାକ୍ଷାରସ ପାଇଁ ପ୍ରସ୍ତୁତ ଥିଲା ବେଳେ ଆମ୍ଭେ ତାକୁ ଫେରାଇ ନେବା। ଆମ୍ଭର ପଶମ ଓ କାର୍ପାସ ବସ୍ତ୍ର ଫେରାଇ ନେବା। ଆମ୍ଭେ ସେଗୁଡ଼ିକୁ ତା’ର ଶରୀର ଆବୃତ କରିବାକୁ ଦେଇଥିଲୁ। 10 ବର୍ତ୍ତମାନ ଆମ୍ଭେ ତାକୁ ଉଲଗ୍ନ କରିଦେବା। ତା’ର ଉଲଗ୍ନ ଶରୀର ତା’ର ପ୍ରେମିକ ଲୋକମାନେ ଦେଖିବେ। ଆମ୍ଭ କବଳରୁ ତାକୁ କେହି ରକ୍ଷା କରି ପାରିବେ ନାହିଁ। 11 ଆମ୍ଭେ ସଦାପ୍ରଭୁ ତା’ର ସମସ୍ତ ଆନନ୍ଦ, ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ସମସ୍ତ ଭୋଜିକୁ ବନ୍ଦ କରିଦେବା। 12 ଆମ୍ଭେ ତା’ର ଦ୍ରାକ୍ଷାଲତାଗୁଡ଼ିକୁ ଓ ଡିମ୍ବିରି ଗଛଗୁଡ଼ିକୁ ନଷ୍ଟ କରିଦେବା। ସେ କହିଲା, ‘ମୋର ପ୍ରେମିକମାନେ ମୋତେ ଏସବୁ ଜିନିଷ ଦେଇଥିଲେ।’ କିନ୍ତୁ ଆମ୍ଭେ ତା’ର ବଗିଗ୍ଭକୁ ବଦଳାଇ ଅନାବନା ଗଛରେ ଜଙ୍ଗଲ କରିଦେବା। ବନ୍ୟପଶୁମାନେ ଆସି ସେହି ଗଛରୁ ଖାଇବେ।
13 “ସେ ବାଲ୍କୁ ସେବା କରୁଥିଲା। ତେଣୁ ଆମ୍ଭେ ତାକୁ ଦଣ୍ତ ଦେବା। ସେ ବାଲ୍କୁ ଧୂପ ଦେଉଥିଲା। ସେ ଭଲ ପୋଷାକ ପରିଧାନ କରୁଥିଲା ଓ ତା’ର ଅଳଙ୍କାର, ନାକରେ ଗହଣା ପିନ୍ଧି ସେହି ମିଥ୍ୟା ପ୍ରେମିକମାନଙ୍କ ନିକଟକୁ ଯାଉଥିଲା ଏବଂ ଆମ୍ଭଙ୍କୁ ଭୁଲିଯାଇଥିଲା।” ସଦାପ୍ରଭୁ ଏହା କହିଲେ।
14 “ତେଣୁ ଆମ୍ଭେ ତାକୁ ପ୍ରେମବାଣୀ କହିବା। ଆମ୍ଭେ ତାକୁ ନିର୍ଜ୍ଜନ ମରୁଭୂମିକୁ ନେଇ କୋମଳ କଥା କହିବା। 15 ସେଠାରେ ଆମ୍ଭେ ତାକୁ ଦ୍ରାକ୍ଷାକ୍ଷେତ୍ର ଦେବା। ଆମ୍ଭେ ତାକୁ ଆଶାର ଦ୍ୱାର ସ୍ୱରୂପ ଆଖୋର ଉପତ୍ୟକା ଦେବା। ତା’ପରେ ସେ ମିଶର ଦେଶରୁ ଆସିଲା ସମୟ ପରି ଉତ୍ତର କରିବ।” 16 ସଦାପ୍ରଭୁ ଏହା କୁହନ୍ତି,
“ସେ ସମୟରେ ତୁମ୍ଭେ ଆମ୍ଭକୁ ‘ଆମ୍ଭ ସ୍ୱାମୀ’ ବୋଲି ଡାକିବ। ମାତ୍ର ତୁମ୍ଭେ ଆମ୍ଭକୁ ‘ଆମ୍ଭ ମୁନିବ’ ବୋଲି ଡାକିବ ନାହିଁ। 17 ଆମ୍ଭେ ତା’ର ମୁଖରୁ ବାଲ୍ ଡାକ କାଢ଼ିଦେବା। ତା’ପରେ ଲୋକେ ବାଲ୍ର ନାମ ଆଉ ପୁନର୍ବାର ବ୍ୟବହାର କରିବେ ନାହିଁ।
18 “ସେତେବେଳେ ଆମ୍ଭେ ସ୍ଥଳଚର ପ୍ରାଣୀ, ଆକାଶର ପକ୍ଷୀ, ଓ ସରିସୃପମାନଙ୍କ ସହିତ ଗୋଟିଏ ଚୁକ୍ତି କରିବା। ଆମ୍ଭେ ଧନୁ, ଖଣ୍ତା ଓ ସମସ୍ତ ଯୁଦ୍ଧ ଅସ୍ତ୍ରଗୁଡ଼ିକୁ ଭାଙ୍ଗି ଦେବା ଏବଂ ଆମ୍ଭେ ସେମାନଙ୍କୁ ନିରାପଦରେ ଶୟନ କରିବାକୁ ଦେବା। 19 ଏବଂ ଆମ୍ଭେ ତୁମ୍ଭକୁ ସବୁଦିନ ପାଇଁ ଆମ୍ଭର ସ୍ତ୍ରୀ କରିବା। ଆମ୍ଭେ ତୁମ୍ଭକୁ ପ୍ରେମ, ସାଧୁତା, ନ୍ୟାୟ ଓ ଦୟାର ସହିତ ଆମ୍ଭର ସ୍ତ୍ରୀ କରିବା। 20 ତୁମ୍ଭକୁ ଆମ୍ଭର ବିଶ୍ୱସ୍ତ ପତ୍ନୀ କରିବା। ସେତେବେଳେ ତୁମ୍ଭେ ପ୍ରକୃତ ସଦାପ୍ରଭୁଙ୍କୁ ଜାଣିବ। 21 ସେତେବେଳେ ଆମ୍ଭେ ଉତ୍ତର ଦେବା।” ସଦାପ୍ରଭୁ ଏହା କହନ୍ତି।
“ଆମ୍ଭେ ଆକାଶକୁ କହିବା
ଏବଂ ସେ ପୃଥିବୀକୁ ବର୍ଷା ଦେବେ।
22 ପୃଥିବୀ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉତ୍ପାଦନ କରିବ
ଏବଂ ସେ ସବୁ ଯିଷ୍ରିୟେଲର ଗ୍ଭହିଦା ପୂରଣ କରିବ।
23 ଆମ୍ଭେ ଇସ୍ରାଏଲ ଭୂମିରେ ବହୁ ମଞ୍ଜି ବୁଣିବା।
ଲୋ-ରୁହାମାଙ୍କୁ ଆମ୍ଭେ ଦୟା କରିବା।
ଲୋ-ଆମୀକୁ କହିବା, ‘ତୁମ୍ଭେ ଆମ୍ଭ ଲୋକ’
ଏବଂ ସେମାନେ ମୋତେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।’”
ହୋଶେୟ ଗୋମରାଙ୍କୁ କ୍ରୀତଦାସ ରୂପେ ପୁନର୍ବାର କିଣନ୍ତି
3 ତା’ପରେ ସଦାପ୍ରଭୁ ପୁନର୍ବାର ମୋତେ କହିଲେ, “ଗୋମରର ଅନେକ ପ୍ରେମିକ ଅଛନ୍ତି। କିନ୍ତୁ ତୁମ୍ଭେ ତାଙ୍କୁ ନିଶ୍ଚିତ ଭଲପାଇ ଗ୍ଭଲ। କାରଣ ତାହା ସଦାପ୍ରଭୁଙ୍କ ପରି। ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କୁ ଭଲ ପାଇ ଗ୍ଭଲନ୍ତି। କିନ୍ତୁ ସେମାନେ ଅନ୍ୟ ଦେବତାଙ୍କୁ ପୂଜାକରି ଗ୍ଭଲନ୍ତି।”
2 ଏହି କାରଣ ପାଇଁ ମୁଁ ଗୋମରଙ୍କୁ ପନ୍ଦର ଖଣ୍ତ ରୌପ୍ୟ ଓ ଏକ ହୋମର [a] ବାର୍ଲି ଦେଇ କିଣିଲି। 3 ତା’ପରେ ମୁଁ ତାକୁ କହିଲି, “ତୁମ୍ଭେ ମୋ’ ସହିତ ଗୃହରେ ବହୁ ଦିନ ପର୍ଯ୍ୟନ୍ତ ରହିବ। ତୁମ୍ଭେ ବ୍ୟଭିଗ୍ଭରିଣୀ ପରି ହେବ ନାହିଁ। ତୁମ୍ଭେ ଅନ୍ୟ ସହିତ ରହିବ ନାହିଁ ଏବଂ ମୁଁ ତୁମ୍ଭର ସ୍ୱାମୀ ହେବି।”
4 ସେହିପରି ଭାବରେ ଇସ୍ରାଏଲର ଲୋକମାନେ ବିନା ରାଜା ଓ ନେତାରେ ଦୀର୍ଘଦିନ ଚଳିବେ। ସେମାନେ ବଳିଦାନ କି ସ୍ମରଣାର୍ଥକ ପଥର ବିନା ରହିବେ। ସେମାନେ ଯାଜକୀୟ ବସ୍ତ୍ର ବିନା ଓ ଗୃହ ମୂର୍ତ୍ତି ବିନା ରହିବେ। 5 ତା’ପରେ ଇସ୍ରାଏଲର ଲୋକମାନେ ଫେରି ଆସିବେ। ତା’ପରେ ସେମାନେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଓ ରାଜା ଦାଉଦଙ୍କୁ ଖୋଜିବେ। ଶେଷଦିବସରେ, ସେମାନେ ସଦାପ୍ରଭୁଙ୍କୁ ଓ ତାଙ୍କର ଧାର୍ମିକତାକୁ ସମ୍ମାନ ଦେବାକୁ ଆସିବେ।
ସଦାପ୍ରଭୁ ଇସ୍ରାଏଲ ବିରୋଧରେ କ୍ରୋଧାନ୍ୱିତ
4 ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କର ବାର୍ତ୍ତା ଶୁଣ। ଏହି ରାଜ୍ୟର ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁ ତାଙ୍କର ଆରୋପ ଦର୍ଶାଇବେ। “ଏହି ଦେଶର ଲୋକମାନେ ପ୍ରକୃତରେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ। ଏହି ଲୋକମାନେ ପ୍ରକୃତରେ ପରମେଶ୍ୱରଙ୍କ ପ୍ରତି ସତ୍ ଓ ବିଶ୍ୱସ୍ତ ନୁହନ୍ତି। 2 ଏହି ଲୋକମାନେ ଶପଥ, ମିଥ୍ୟା, ହତ୍ୟା ଓ ଗ୍ଭେରି କରନ୍ତି। ସେମାନେ ବ୍ୟଭିଗ୍ଭରିତାର ପାପ ଦ୍ୱାରା ସନ୍ତାନ ଲାଭ କରନ୍ତି। ସେମାନେ ବାରମ୍ବାର ନରହତ୍ୟା କରନ୍ତି। 3 ତେଣୁ ଦେଶଟି ବ୍ୟକ୍ତି ପରି ମୃତ୍ୟୁରେ କାନ୍ଦେ ଓ ତା’ର ଲୋକମାନେ ଦୁର୍ବଳ ହୋଇପଡ଼ନ୍ତି। ଏପରିକି ସ୍ଥଳଭାଗର ପ୍ରାଣୀ, ଆକାଶର ପକ୍ଷୀ ଓ ସାମୁଦ୍ରିକ ମତ୍ସ୍ୟ ମୃତ୍ୟୁବରଣ କରନ୍ତି। 4 କୌଣସି ବ୍ୟକ୍ତି ଅନ୍ୟ ସହିତ ଯୁକ୍ତି କି ଅନ୍ୟକୁ ଦୋଷ ଦେବା ଉଚିତ୍ ନୁହେଁ। ଯାଜକ, ଆମ୍ଭ ଯୁକ୍ତି ତୁମ୍ଭ ସହିତ ଅଛି। 5 ତୁମ୍ଭ ଯାଜକମାନଙ୍କର ଦିନରେ ସ୍ଖଳନ ଘଟିବ ଓ ରାତ୍ରିରେ ଭବିଷ୍ୟଦ୍ବକ୍ତାମାନଙ୍କର ମଧ୍ୟ ତୁମ୍ଭ ସହିତ ସ୍ଖଳନ ଘଟିବ ଏବଂ ଆମ୍ଭେ ତୁମ୍ଭମାନଙ୍କର ମାଙ୍କୁ ବିନାଶ କରିବା।
6 “ଜ୍ଞାନ ଅଭାବ ଯୋଗୁଁ ଆମ୍ଭର ଲୋକମାନେ ବିନଷ୍ଟ ହୁଅନ୍ତି। କାରଣ ତୁମ୍ଭେମାନେ ଜ୍ଞାନରୁ ବିମୁଖ ହୋଇଛ। ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭ ପାଇଁ ଯାଜକ ହେବାକୁ ବାରଣ କରିବା। ତୁମ୍ଭେମାନେ ତୁମ୍ଭ ପରମେଶ୍ୱରଙ୍କ ନିୟମକୁ ଭୁଲିଯାଇଛ, ତେଣୁ ଆମ୍ଭେ ତୁମ୍ଭ ପିଲାମାନଙ୍କୁ ଭୁଲିଯିବା। 7 ସେମାନଙ୍କର ସଂଖ୍ୟା ଓ ଶକ୍ତି ଯେତେ ଯେତେ ବଢ଼େ, ସେମାନେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କରନ୍ତି। ତେଣୁ ସେମାନଙ୍କର ଗୌରବକୁ ଆମ୍ଭେ ଲଜ୍ଜାରେ ପରିଣତ କରିବା।
8 “ଆମ୍ଭର ଲୋକମାନଙ୍କ ପାପଗୁଡ଼ିକରୁ ଯାଜକମାନେ ଲାଭବାନ ହୁଅନ୍ତି। ସେମାନେ ଲୋକମାନଙ୍କର ଦୁଷ୍ଟପଣିଆରୁ ଫାଇଦା ଉଠାଇବାରେ ଲୋଭୀ। 9 ତେଣୁ ଯାଜକମାନେ ଜୀବନ ଶୈଳୀରେ ସେହି ଲୋକମାନଙ୍କ ପରି ହେଲେ। ଆମ୍ଭେ ସେମାନଙ୍କୁ ଦଣ୍ତ ଦେବା। ସେମାନଙ୍କର ମନ୍ଦକାର୍ଯ୍ୟ ଲାଗି ଆମ୍ଭେ ସେମାନଙ୍କୁ ଫଳ ଦେବା। 10 ସେମାନେ ଯଦିଓ ଖାଇବେ କିନ୍ତୁ ସନ୍ତୁଷ୍ଟ ହେବେ ନାହିଁ। ସେମାନେ ଯୌନଭୋଗ ପାପ କରିବେ କିନ୍ତୁ ସନ୍ତାନ ଲାଭ କରିବେ ନାହିଁ। କାରଣ ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଥିଲେ ଓ ଗଣିକା ପରି ହୋଇଥିଲେ।
11 “ଯୌନ ଭୋଗ ପାପ, ଅତ୍ୟଧିକ ଦ୍ରାକ୍ଷାରସ ପାନ ଗୋଟିଏ ବ୍ୟକ୍ତିର ସ୍ୱାଧୀନ ଚିନ୍ତା କରିବାର ଧ୍ୱଂସ କରେ। 12 ଆମ୍ଭର ଲୋକମାନେ କାଠଖଣ୍ତିକୁ ଉପଦେଶ ଲାଗି ପଗ୍ଭରନ୍ତି। ସେମାନେ ଭାବନ୍ତି ସେହି କାଠଖଣ୍ତଗୁଡ଼ିକ ସେମାନଙ୍କୁ ଉତ୍ତର ଦେବ। କାରଣ, ସେମାନେ ଗଣିକାମାନଙ୍କପରି ମିଥ୍ୟାପ୍ରତିମାର ପଛରେ ଅନୁଧାବନ କରିଛନ୍ତି। ସେମାନେ ପରମେଶ୍ୱରଙ୍କୁ ବଳିଦାନ କରିଥିଲେ ଓ ଗଣିକା ହୋଇଯାଇଥିଲେ। 13 ସେମାନେ ପର୍ବତର ଅଗ୍ରଭାଗରେ ବଳି ଦିଅନ୍ତି ଓ ପାହାଡ଼ ଉପରେ ଥିବା ଅଲୋନ, ଲିବ୍ନା ଓ ଏଲା ଗଛ ତଳେ ଧୂପ ଦିଅନ୍ତି। କାରଣ ସେହି ଗଛଗୁଡ଼ିକର ଛାୟା ତରୁଣ ଦେଖାଯାଏ। ତେଣୁ ତୁମ୍ଭର କନ୍ୟାମାନେ ଗଣିକା ପରି ସେହି ଗଛତଳେ ପଡ଼ି ରହନ୍ତି। ଏବଂ ତୁମ୍ଭର ବୋହୂମାନେ ଯୌନଭୋଗ ପାପ କରନ୍ତି।
14 “ଆମ୍ଭେ ତୁମ୍ଭର ସେହି ଗଣିକା କନ୍ୟାମାନଙ୍କୁ କି ଯୌନ ଭୋଗୀ ପାପିନୀ ବୋହୂମାନଙ୍କୁ ଦୋଷ ଦେଇ ପାରୁ ନାହୁଁ। ଲୋକମାନେ ଯାଇ ଗଣିକାମାନଙ୍କ ସହିତ ଶୟନ କରନ୍ତି। ସେମାନେ ସେହି ମନ୍ଦିରର ଗଣିକାମାନଙ୍କ ସହିତ ମନ୍ଦିରରେ ବଳିଦାନ ଉତ୍ସର୍ଗ କରନ୍ତି। ତେଣୁ ସେ ନିର୍ବୋଧମାନେ ନିଜେ ନିଜକୁ ନଷ୍ଟ କରୁଛନ୍ତି।
ଇସ୍ରାଏଲ ଲଜ୍ଜାଜନକ ପାପ
15 “ଇସ୍ରାଏଲ, ଯଦି ତୁମ୍ଭେ ନିହାତି ଗଣିକା ପରି କାର୍ଯ୍ୟ କର, ତୁମ୍ଭ ଅପରାଧ ପାଇଁ ଯିହୁଦାକୁ ଦୋଷୀ କର ନାହିଁ। ଗିଲ୍ଗଲ୍ କି ବୈଥ୍-ଆବନକୁ ଯାଅ ନାହିଁ। ସଦାପ୍ରଭୁଙ୍କ ନାମରେ ଶପଥ କର ନାହିଁ। ‘ଯେହେତୁ ସଦାପ୍ରଭୁ ବାସ କରନ୍ତି ଏପରି କୁହ ନାହିଁ।’ 16 ଇସ୍ରାଏଲ ଏକ ଜିଦ୍ଖୋର ବାଛୁରି ତୁଲ୍ୟ ବିଦ୍ରୋହ କରେ। ତେଣୁ ସଦାପ୍ରଭୁ ତାକୁ ଖୋଲା ପଡ଼ିଆରେ ଥିବା ଗୋଟିଏ ମେଣ୍ଢାଛୁଆ ପରି ଗ୍ଭରଣଭୂମିକୁ ନେଇ ଗଲେ।
17 “ଇଫ୍ରୟିମ ପ୍ରତିମା ପୂଜାରେ ଯୋଗ ଦେଇଛନ୍ତି। ତେଣୁ ତାକୁ ଏକୁଟିଆ ପ୍ରଭୁ ଛାଡ଼ନ୍ତି। 18 ମାତାଲ ହୋଇଗଲା ପରେ ସେମାନେ ବ୍ୟଭିଗ୍ଭରିଣୀ ପରି ବ୍ୟବହାର କରନ୍ତି। ସେମାନେ ଲାଞ୍ଚକୁ ଭଲ ପାଆନ୍ତି ଓ ଏହା ମାଗନ୍ତି। ସେମାନଙ୍କର ଶାସକଗଣ ସେମାନଙ୍କର ଲୋକମାନଙ୍କ ଉପରକୁ ଲଜ୍ଜା ଆଣନ୍ତି। 19 ଘୂର୍ଣ୍ଣିବାୟୁ ଦ୍ୱାରା ସେମାନେ ପତିତ ହୋଇଛନ୍ତି। ସେମାନେ ଆପଣା ମୂର୍ତ୍ତି ନିକଟରେ ବଳି କାରଣରୁ ଲଜ୍ଜିତ ହେବେ।”
ଯୋହନଙ୍କର ଏହି ପୁସ୍ତକ ବିଷୟରେ କହନ୍ତି
1 ଏହା ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶିତ ବାକ୍ୟ ଯାହା ଯାହା ଶୀଘ୍ର ଘଟିବ, ସେ ବିଷୟରେ ତାହାଙ୍କ ସେବକମାନଙ୍କୁ ଦେଖାଇବା ପାଇଁ ପରମେଶ୍ୱର ଯୀଶୁଙ୍କୁ ଏସବୁ ଦେଇଥିଲେ। ଖ୍ରୀଷ୍ଟ ତାହାଙ୍କର ଦୂତଙ୍କୁ ଏସବୁ ଦେଖାଇବା ପାଇଁ ତାହାଙ୍କ ଦାସ ଯୋହନଙ୍କ ନିକଟକୁ ପଠାଇଲେ। 2 ଯୋହନ ଯାହାସବୁ ଦେଖିଲେ, ତାହାର ସାକ୍ଷ୍ୟ ସେ ଦେଲେ ଓ ପରମେଶ୍ୱରଙ୍କର ଏହି ସତ୍ୟ ବାକ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଯୋହନଙ୍କୁ କୁହାଗଲା। 3 ଯେଉଁ ଲୋକମାନେ ପରମେଶ୍ୱରଙ୍କ ଏହି ବାକ୍ୟ ପଢ଼ନ୍ତି, ଓ ଯେଉଁ ଲୋକମାନେ ଏହି ଭାବବାଣୀକୁ ଶୁଣନ୍ତି ଓ ଏଥିରେ ଲେଖାଥିବା ବିଷୟ ଗୁଡ଼ିକୁ ପାଳନ କରନ୍ତି, ସେମାନେ ଧନ୍ୟ। କାରଣ ସମୟ ନିକଟବର୍ତ୍ତୀ।
ଯୋହନ ଯୀଶୁଙ୍କର ବାର୍ତ୍ତା ମଣ୍ଡଳୀମାନଙ୍କୁ ଲେଖନ୍ତି
4 ଏସିଆ ପ୍ରଦେଶର ସାତୋଟି ମଣ୍ଡଳୀକୁ ମୁଁ, ଯୋହନ, ଏହା ଲେଖୁଅଛି:
ଯେଉଁ ଈଶ୍ୱର ଅତୀତରେ ଥିଲେ, ବର୍ତ୍ତମାନ ଅଛନ୍ତି ଓ ଭବିଷ୍ୟତରେ ଆସୁଛନ୍ତି ଏବଂ ତାହାଙ୍କ ସିଂହାସନ ସମ୍ମୁଖରେ ଥିବା ସପ୍ତ ଆତ୍ମାଙ୍କଠାରୁ ଓ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ପ୍ରାପ୍ତ ହେଉ। 5 ଯୀଶୁ ହେଉଛନ୍ତି ବିଶ୍ୱସ୍ତ ସାକ୍ଷୀ। ମୃତ୍ୟୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧ୍ୟରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା।
ସେହି ଯୀଶୁ ଆମ୍ଭମାନଙ୍କୁ ପ୍ରେମ କରନ୍ତି। ସେହି ଯୀଶୁ ତାହାଙ୍କ ରକ୍ତ ଦେଇ ଆମ୍ଭମାନଙ୍କୁ ପାପରୁ ମୁକ୍ତ କରିଛନ୍ତି। 6 ଯୀଶୁ ଆମ୍ଭମାନଙ୍କୁ ଗୋଟିଏ ରାଜ୍ୟ ସ୍ୱରୂପ କରିଛନ୍ତି ଓ ସେ ଆମ୍ଭମାନଙ୍କୁ ତାହାଙ୍କ ପିତା ପରମେଶ୍ୱରଙ୍କର ସେବାରେ ଯାଜକ ରୂପେ ନିଯୁକ୍ତ କରିଛନ୍ତି। ତାହାଙ୍କର ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍।
7 ଦେଖ, ଯୀଶୁ ମେଘମାଳାରେ ଆସୁଅଛନ୍ତି। ପ୍ରତ୍ୟେକ ଲୋକର ଚକ୍ଷୁ ତାହାଙ୍କୁ ଦେଖିବ ଏପରିକି ତାହାଙ୍କୁ ବିଦ୍ଧ କରିଥିବା ଲୋକମାନେ ମଧ୍ୟ ତାହାଙ୍କୁ ଦେଖିବେ। ଏ ପୃଥିବୀର ସବୁ ଜାତିର ଲୋକମାନେ ତାହାଙ୍କ ଆଗମନରେ ଉଚ୍ଚସ୍ୱରରେ ରୋଦନ କରିବେ। ହଁ, ଏହା ଘଟିବ। ଆମେନ୍।
8 ପ୍ରଭୁ ପରମେଶ୍ୱର କହନ୍ତି, ମୁଁ “ଆରମ୍ଭ ଓ ଶେଷ” (‘‘ଆଲ୍ଫା” ଓ “ଓମେଗା”) ମୁଁ ବର୍ତ୍ତମାନ ଅଛି, ଅତୀତରେ ଥିଲି ଓ ଭବିଷ୍ୟତରେ ମଧ୍ୟ ରହିଥିବି। ମୁଁ ସର୍ବଶକ୍ତିମାନ।”
9 ଯୀଶୁଙ୍କ ଦୁଃଖ ଭୋଗ ରାଜ୍ୟ ଓ ଧୈର୍ଯ୍ୟରେ ତୁମ୍ଭମାନଙ୍କର ସହଭାଗୀ ଭାଇ ମୁଁ ଯୋହନ, ପରମେଶ୍ୱରଙ୍କ ବାକ୍ୟ ପ୍ରଗ୍ଭର ଓ ଯୀଶୁଙ୍କର ସାକ୍ଷୀ ହେବା ହେତୁ ନିର୍ବାସିତ ହୋଇ ପାତ୍ମ ଦ୍ୱୀପରେ ଥିଲି କାରଣ ମୁଁ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କଲି। ମୁଁ ଯୀଶୁଙ୍କ ବିଷୟରେ ସାକ୍ଷ୍ୟ ଦେଲି। 10 ପ୍ରଭୁଙ୍କ ଦିନରେ ପବିତ୍ରଆତ୍ମା ମୋତେ ସମ୍ପୂର୍ଣ୍ଣ ରୂପେ ଅଧିକାର କରି ନେଲେ। ମୁଁ ହଠାତ୍ ପଛପଟୁ ଗୋଟିଏ ଉଚ୍ଚ ଶବ୍ଦ ଶୁଣିଲି। ଏହି ଶବ୍ଦ ତୂରୀନାଦ ପରି ଥିଲା। 11 ସେହି ସ୍ୱର ମୋତେ କହିଲା, “ତୁମ୍ଭେ ଯାହା ଦେଖୁଛ, ସବୁ ଗୋଟିଏ ପୁସ୍ତକରେ ଲେଖ ଓ ତାହାକୁ ସାତୋଟି ମଣ୍ଡଳୀ ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା ସାର୍ଦ୍ଦୀ, ଫିଲାଦେଲ୍ଫିଆ ଓ ଲାଅଦିକୀଆକୁ ପଠାଅ।’’
12 ମୁଁ ବୁଲିପଡ଼ି ଦେଖିବାକୁ ଗ୍ଭହିଁଲି ଯେ, କିଏ ମୋତେ ଏହିକଥା କହୁଛନ୍ତି। ମୁଁ ଯେତେବେଳେ ବୁଲିପଡ଼ିଲି, ସେତେବେଳେ ସାତୋଟି ସୁନାର ଦୀପରୂଖା ଦେଖିଲି। 13 ସେହି ସାତୋଟି ସୁନାର ଦୀପରୂଖା ମଝିରେ: “ମନୁଷ୍ୟପୁତ୍ରଙ୍କ ପରି” ଜଣେ ଠିଆ ହୋଇଛନ୍ତି। ସେ ଗୋଟିଏ ଲମ୍ବା ପୋଷାକ ପିନ୍ଧିଥିଲେ। ସେ ତାହାଙ୍କ ଛାତିରେ ଗୋଟିଏ ସୁନାର ପଟୁକା ପିନ୍ଧିଥିଲେ। 14 ତାହାଙ୍କ ମୁଣ୍ଡ ଓ ବାଳ ଶୁଭ୍ର ପଶମ ଓ ହିମ ପରି ଶୁଭ୍ର ଥିଲା। ତାହାଙ୍କ ଆଖି ଅଗ୍ନିଶିଖା ପରି ଦେଖାଯାଉଥିଲା। 15 ତାହାଙ୍କ ପାଦ ଯେପରି, ପିତ୍ତଳ ନିଆଁ ଭାଟିରେ ଦେଖାଯାଏ ସେହିପରି ଶୁଦ୍ଧ ଦେଖାଯାଉଥିଲା। ତାହାଙ୍କ ସ୍ୱର ବନ୍ୟାଜଳର ଗର୍ଜନ ଭଳି ଥିଲା। 16 ସେ ତାହାଙ୍କ ଡାହାଣ ହାତରେ ସାତୋଟି ନକ୍ଷତ୍ର ଧରିଥିଲେ। ତାହାଙ୍କ ମୁଖ ଭିତରୁ ତୀକ୍ଷ୍ଣ ଦୁଇଧାର ଯୁକ୍ତ ଖଡ଼୍ଗ ବାହାରି ଆସିଲା। ସେ ମଧ୍ୟାହ୍ନ ସୂର୍ଯ୍ୟଭଳି ତେଜୋମୟ ଦେଖାଯାଉଥିଲେ।
17 ମୁଁ ତାହାଙ୍କୁ ଦେଖି, ତାହାଙ୍କ ପାଦତଳେ ଗୋଟିଏ ମୃତ ମଣିଷ ପରି ପଡ଼ିଗଲି। ମୋ’ ଉପରେ ଆପଣା ଡାହାଣ ହାତ ରଖି ସେ କହିଲେ, “ଭୟ କର ନାହିଁ। ମୁଁ ପ୍ରଥମ ଓ ଶେଷ।” 18 ମୁଁ ଜୀବିତ। ମୁଁ ମରି ଯାଇଥିଲି କିନ୍ତୁ ଦେଖ, ମୁଁ ସବୁବେଳ ପାଇଁ ଜୀବିତ ହୋଇଅଛି। ମୋ’ ପାଖରେ ମୃତ୍ୟୁ ଓ ପାତାଳର [a] ଗ୍ଭବି ରହିଛି। 19 ତେଣୁ ତୁମ୍ଭେ ଦେଖିଥିବା କଥା ଲେଖ। ବର୍ତ୍ତମାନ ଯାହା ଘଟୁଛି ଓ ଭବିଷ୍ୟତରେ ଯାହା ଘଟିବ, ସେ ସବୁ ଲେଖ। 20 ମୋର ଡାହାଣ ହାତରେ ଯେଉଁ ସାତୋଟି ନକ୍ଷତ୍ର ଦେଖିଲ, ତାହାର ଓ ସାତୋଟି ସୁନାର ଦୀପରୂଖାର ନିଗୂଢ଼ ଅର୍ଥ ଏହିପରି ଅଟେ: ସାତ ଦୀପରୂଖା ହେଉଛି ସାତୋଟି ମଣ୍ଡଳୀ। ସାତ ନକ୍ଷତ୍ର ହେଉଛନ୍ତି ସାତୋଟି ମଣ୍ଡଳୀର ଦୂତ।”
2010 by World Bible Translation Center