Print Page Options
Previous Prev Day Next DayNext

Old/New Testament

Each day includes a passage from both the Old Testament and New Testament.
Duration: 365 days
Oriya Bible: Easy-to-Read Version (ERV-OR)
Version
ମୀଖା ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 1-3

ଶମରିୟା ଓ ଇସ୍ରାଏଲ ଦଣ୍ତିତ ହେବେ

ସଦାପ୍ରଭୁଙ୍କ ବାଣୀ ମୀଖାଙ୍କ ନିକଟକୁ ଆସିଥିଲା। ଯୋଥମ୍, ଆହସ ଓ ହିଜକିୟ ରାଜାମାନଙ୍କ ସମୟରେ ଏହି ବାଣୀ ଆସିଥିଲା। ଏମାନେ ସବୁ ଯିହୁଦାର ରାଜା ଥିଲେ ଓ ମୀଖା ଥିଲେ ମୋରେଷ୍ଟୀୟ। ସେ ଶମରିୟା ଓ ଯିରୁଶାଲମ ବିଷୟରେ ଏହି ଦର୍ଶନ ଲାଭ କଲେ।

ହେ ସମସ୍ତ ଲୋକେ, ଶୁଣ!
    ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ ଶୁଣ।
ମୋର ପ୍ରଭୁ ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରୁ ଆସିବେ।
    ତୁମ୍ଭମାନଙ୍କ ବିରୁଦ୍ଧରେ ସେ ସାକ୍ଷ୍ୟ ସ୍ୱରୂପ ଆସିବେ।
ଦେଖ, ସଦାପ୍ରଭୁ ତାଙ୍କ ସ୍ଥାନରୁ ବାହାରି ଆସୁଛନ୍ତି।
    ସେ ଏହି ଭୂମିର ଉଚ୍ଚସ୍ଥାନମାନଙ୍କରେ ବିଚରଣ କରିବାକୁ ଓହ୍ଲାଇ ଆସୁଛନ୍ତି।
ତାଙ୍କର ଆଗମନରେ ପର୍ବତଗୁଡ଼ିକ ଅଗ୍ନି ନିକଟରେ
    ମହମ ତରଳିଲା ପରି ତରଳି ଯିବ।
ଉପତ୍ୟକାଗୁଡ଼ିକ ବିଦୀର୍ଣ୍ଣ ହେବ
    ଏବଂ ଜଳ ଗଡ଼ାଣିରେ ବହିଲା ପରି ନିମ୍ନକୁ ଗଡ଼ି ଆସିବ।
କାରଣ ଯାକୁବ ଓ ଇସ୍ରାଏଲ ବଂଶର ପାପ ଯୋଗୁଁ
    ଏହା ଘଟିଅଛି।

ଶମରିୟା-ପାପର କାରଣ

ଶମରିୟା ଯାକୁବର
    ପାପର କାରଣ ଥିଲା।
ଯିହୁଦାର ଉଚ୍ଚସ୍ଥଳୀ
    ଯିରୁଶାଲମ ଥିଲା।
ତେଣୁ ଆମ୍ଭେ ଶମରିୟାକୁ ଧ୍ୱଂସ କରିବା
    ଓ ଏହା ଦ୍ରାକ୍ଷାଲତା ରୋପଣର କ୍ଷେତ୍ରରେ ପରିଣତ କରିବା।
କେବଳ ତା’ର ମୂଳଦୁଆକୁ ଛାଡ଼ି
    ଆମ୍ଭେ ଶମରିୟାର ସମସ୍ତ ପଥରଗୁଡ଼ିକୁ ଉପତ୍ୟକା ଭିତରକୁ ଫିଙ୍ଗିବା।
ଏହି, ତା’ର ସମସ୍ତ ମୂର୍ତ୍ତି ଖଣ୍ତ ବିଖଣ୍ତିତ ହେବ।
    ଶମରିୟାର ସମସ୍ତ ଧନ ଅଗ୍ନିରେ ଦ‌ଗ୍‌ଧ କରାଯିବ।
ସେହି ଭଣ୍ତ ଦେବତାର ମୂର୍ତ୍ତିଗୁଡ଼ିକୁ ଧ୍ୱଂସ କରାଯିବ।
    କାରଣ ଶମରିୟା ତା’ର ସମସ୍ତ ଧନ ଆମ୍ଭ ପ୍ରତି ଅବିଶ୍ୱସ୍ତ ହୋଇ ଅର୍ଜ୍ଜନ କରିଛି।
ସେଥିପାଇଁ ଶମରିୟାର ଧନସମ୍ପଦସବୁ ବାହାର କରି ନିଆଯିବ
    ଏବଂ ପୁଣି ବେଶ୍ୟାମାନଙ୍କର ମଜୁରୀ ରୂପେ ତାହା ବ୍ୟବହାର କରାଯିବ।

ମୀଖାର ଘୋର ଦୁଃଖ

ଯାହାସବୁ ଘଟିବ ମୁଁ ସେଥିପାଇଁ ଦୁଃଖିତ ହେବି।
    ମୁଁ ବିବସ୍ତ୍ର ହୋଇ ଖାଲି ପାଦରେ ବୁଲିବି।
ମୁଁ ଗୋଟିଏ ଶୃଗାଳ ପରି ବିଳାପ କରିବି
    ଓ ଓଟପକ୍ଷୀ ପରି ଶୋକ କରିବି।
ଶମରିୟାର କ୍ଷତ କେବେ ପୂରଣ ହେବ ନାହିଁ।
    ତା’ର ପାପ ଯିହୁଦା ପର୍ଯ୍ୟନ୍ତ ବ୍ୟାପି ଅଛି।
ଆଉ ମଧ୍ୟ ତାହା ମୋ’ ଲୋକମାନଙ୍କର ନଗରଦ୍ୱାର
    ଯିରୁଶାଲମ ପର୍ଯ୍ୟନ୍ତ ବ୍ୟାପିଅଛି।
10 ଗାଥ୍ ନଗରରେ ଏହା ଜଣାଅ ନାହିଁ।
    ଆଦୌ ବିଳାପ କର ନାହିଁ।
ବୈଥ୍-ଲି-ଅଫ୍ରାରେ ନିଜେ ଧୂଳିରେ ଗଡ଼।
11 ହେ ଶାଫୀର ନିବାସୀଗଣ,
    ଉଲଗ୍ନ ଓ ଲଜ୍ଜିତ ହୋଇ ତୁମ୍ଭମାନଙ୍କର ରାସ୍ତା ଅତିକ୍ରମ କର।
ହେ ସାନନ ନିବାସୀଗଣ, ତୁମ୍ଭେମାନେ ବାହାରକୁ ବାହାରିବ ନାହିଁ।
    ହେ ବୈଥେ‌‌‌‌ତ୍‌‌‌‌ସଲର ନିବାସୀଗଣ,
ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ସୁରକ୍ଷା
    କାଢ଼ି ନିଆ ହେବା ପରି ତୁମ୍ଭେମାନେ ଶୋକ କରିବ।
12 ମାରୋତ୍ ନିବାସୀ
    ସୁସମ୍ବାଦକୁ ଅପେକ୍ଷା କରି ବିବ୍ରତ ହୁଅନ୍ତି।
କାରଣ ଯିରୁଶାଲମର ଦ୍ୱାରଦେଶ ପର୍ଯ୍ୟନ୍ତ
    ସଦାପ୍ରଭୁଙ୍କଠାରୁ ଦୁଃଖ ଆସିଅଛି।
13 ହେ ଲାଖୀ‌‌ଶ୍‌‌ର ନିବାସୀଗଣ,
    ଦ୍ରୁତଗାମୀ ଅଶ୍ୱକୁ ନେଇ ରଥରେ ବାନ୍ଧ।
ସିୟୋନର ପାପ ଲାଖୀ‌‌ଶ୍‌‌ରେ ଆରମ୍ଭ ହେଲା,
    କାରଣ ତୁମ୍ଭେମାନେ ଇସ୍ରାଏଲର ପାପକୁ ଅନୁସରଣ କଲ।
14 ତେଣୁ ତୁମ୍ଭେ ଗା‌‌‌ଥ୍‌‌‌ରେ ମୋରେଷ‌‌‌‌ତ୍‌‌‌‌କୁ
    ବିଦାୟକାଳୀନ ଦାନ ଦେବ।
ଅ‌କ୍‌ଷୀବର ଗୃହଗୁଡ଼ିକ ଇସ୍ରାଏଲର ରାଜାମାନଙ୍କ ପ୍ରତି
    ପ୍ରବଞ୍ଚନା ତୁଲ୍ୟ ହେବ।
15 ହେ ମାରେଶା ନିବାସୀ,
    ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ବ୍ୟକ୍ତିକୁ ଆଣିବି,
ଯିଏ କି ତୁମ୍ଭମାନଙ୍କର ସମସ୍ତ ଅଧିକାର କରିବ।
    ଇସ୍ରାଏଲର ଗୌରବ ଅଦୁଲ୍ଲମକୁ ଆସିବ।
16 ଏଥିପାଇଁ ତୁମ୍ଭେମାନେ ତୁମ୍ଭର ମସ୍ତକକୁ ଲଣ୍ତା କର।
    ତୁମ୍ଭର ପ୍ରିୟ ସନ୍ତାନମାନଙ୍କ ପାଇଁ ବିଳାପ କର,
ଶାଗୁଣା ପକ୍ଷୀ ପରି ମସ୍ତକ ମୁଣ୍ତନ କରି ତୁମ୍ଭର ଦୁଃଖ ଭାବକୁ ଦେଖାଅ
    କାରଣ ତୁମ୍ଭର ସନ୍ତାନମାନଙ୍କୁ ତୁମ୍ଭଠାରୁ କାଢ଼ି ନିଆଯିବ।

ଲୋକମାନଙ୍କର ମନ୍ଦ ଯୋଜନା

ଯେଉଁମାନେ ପାପ ଚିନ୍ତା କରନ୍ତି, ଦୁଃଖ ଦୁର୍ଦ୍ଦଶା ସେମାନଙ୍କ ନିକଟକୁ ଆସେ।
    ସେହି ଲୋକମାନେ ନିଜ ନିଜ ଶଯ୍ୟା ଉପରେ ପଡ଼ିରହି ମନ୍ଦ କଥା ଚିନ୍ତା କରନ୍ତି।
ଯେତେବେଳେ ପ୍ରଭାତ ହୁଏ, ପାଞ୍ଚିଥିବା ମନ୍ଦ କଥାକୁ କାର୍ଯ୍ୟକାରୀ କରନ୍ତି।
    କାରଣ ସହଜରେ ସେ କାର୍ଯ୍ୟ କରିବାକୁ ତାଙ୍କର ସେ ଶକ୍ତି ଥାଏ।
ସେମାନେ କ୍ଷେତ ଗ୍ଭହାନ୍ତି, ତାହା ଅନ୍ୟମାନଙ୍କଠାରୁ ହରଣ କରନ୍ତି।
    ସେମାନେ ଗୃହ ଗ୍ଭହାନ୍ତି, ଅନ୍ୟଠାରୁ ଛଡ଼ାଇ ନିଅନ୍ତି।
ସେମାନେ ମଧ୍ୟ ଅନ୍ୟର ଗୃହ ଅପହରଣ କରିବାକୁ ଲୋକମାନଙ୍କୁ ଠକନ୍ତି।
    ଆଉ ମଧ୍ୟ ସେମାନେ ଲୋକମାନଙ୍କୁ ପ୍ରତାରଣା କରି ସେମାନଙ୍କର ଭୂମି ଅପହରଣ କରନ୍ତି।

ଲୋକମାନଙ୍କୁ ଶାସ୍ତି ଦେବାକୁ ସଦାପ୍ରଭୁଙ୍କ ଯୋଜନା

ଏଥିପାଇଁ ସଦାପ୍ରଭୁ କୁହନ୍ତି,
“ଦେଖ, ଏହି ପରିବାର ବିରୁଦ୍ଧରେ ମୁଁ ଅମଙ୍ଗଳ ଚିନ୍ତା କରୁଛି।
    ତୁମ୍ଭେମାନେ ନିଜକୁ ରକ୍ଷା କରିବାକୁ ସମର୍ଥ ହେବ ନାହିଁ।
ତୁମ୍ଭେମାନେ ଗର୍ବର ସହିତ ବହୁ ଦୂର ଗ୍ଭଲିଯାଇପାରିବ ନାହିଁ।
    କାରଣ, ଦୁଃସମୟ ଆସୁଅଛି।
ତା’ପରେ ଲୋକମାନେ ତୁମ୍ଭ ବିରୁଦ୍ଧରେ ଗୀତ ଗାଇବେ।
    ତାହା ଏକ ଦୁଃଖର ସଙ୍ଗୀତ ହେବ।
ସେମାନେ ବିଳାପ କରି କହିବେ,
    ‘ଆମ୍ଭେମାନେ ଧ୍ୱଂସ ହୋଇଗଲୁ,
ସଦାପ୍ରଭୁ ଆମ୍ଭର ଭୂମି ନେଇଗଲେ ଏବଂ ଅନ୍ୟ ଲୋକକୁ ତାହା ଦେଲେ।
    ଆମ୍ଭର ଭୂମିକୁ ଭାଗଭାଗ କରି ଶତ୍ରୁମାନଙ୍କୁ ବାଣ୍ଟି ଦେଲେ।
ତେଣୁ ଆମ୍ଭେମାନେ ଜମିସବୁ ମାପିବାକୁ ସକ୍ଷମ ହେବୁ ନାହିଁ
    ଏବଂ ସଦାପ୍ରଭୁଙ୍କ ଲୋକମାନଙ୍କ ମଧ୍ୟରେ ବାଣ୍ଟି ପାରିବୁ ନାହିଁ।’”

ମୀଖାଙ୍କୁ ପ୍ରଭୁଙ୍କ ବାଣୀ ପ୍ରଗ୍ଭର ନ କରିବାକୁ କୁହାଯାଏ

ଲୋକେ କୁହନ୍ତି, “ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ପ୍ରଗ୍ଭର କର ନାହିଁ।
    ଆମ୍ଭମାନଙ୍କୁ ସେ ଅମଙ୍ଗଳ ବାକ୍ୟ କୁହ ନାହିଁ।
ଆମ୍ଭମାନଙ୍କର କୌଣସି ଅମଙ୍ଗଳ ଘଟିବ ନାହିଁ।”

ହେ ଯାକୁବ ବଂଶ,
    ଆମ୍ଭେ ଏହିସବୁ ନିଶ୍ଚୟ କହିବା।
କାରଣ ତୁମ୍ଭେମାନେ ଯେଉଁ ମନ୍ଦକାର୍ଯ୍ୟ କରିଛ,
    ସେଥିପାଇଁ ସଦାପ୍ରଭୁ ତାଙ୍କର ଧୈର୍ଯ୍ୟ ହରାଇଛନ୍ତି।
ତୁମ୍ଭେ ଯଦି ଉଚିତ୍ କର୍ମ କରିବ,
    ଆମ୍ଭର ବାକ୍ୟ ତୁମ୍ଭ ପାଇଁ ମଙ୍ଗଳକର ହେବ।
କିନ୍ତୁ ତୁମ୍ଭେମାନେ ଆମ୍ଭର ଲୋକମାନଙ୍କ ପ୍ରତି ଶତ୍ରୁ ତୁଲ୍ୟ ହୋଇଛ।
    ପଥଗ୍ଭରୀମାନଙ୍କର ଉତ୍ତରୀୟ ବସ୍ତ୍ର ତୁମ୍ଭେମାନେ ଛଡ଼ାଇ ନେଇଛ।
ସେହି ଲୋକମାନେ ନିରାପଦ ବୋଲି ଚିନ୍ତା କରନ୍ତି।
    କିନ୍ତୁ ତୁମ୍ଭେମାନେ ଯୁଦ୍ଧ ବନ୍ଦୀ ସଦୃଶ ସେମାନଙ୍କଠାରୁ ସମସ୍ତ ଛଡ଼ାଇ ନିଅ।
ଆମ୍ଭ ଲୋକମାନଙ୍କର ନାରୀଗଣଙ୍କୁ ସେମାନଙ୍କର ରମଣୀୟ ଗୃହଗୁଡ଼ିକର
    ତୁମ୍ଭେ ଅପହରଣ କରିଛ।
ଆଉ ମଧ୍ୟ ତୁମ୍ଭେ ସେମାନଙ୍କର ଛୋଟ ସନ୍ତାନମାନଙ୍କଠାରୁ
    ମୋର ଗୌରବ ଚିରଦିନ ପାଇଁ କାଢ଼ି ନେଇଛ।
10 ତୁମ୍ଭେମାନେ ଉଠ ଏବଂ ଏ ସ୍ଥାନକୁ ପରିତ୍ୟାଗ କର।
    ଏ ସ୍ଥାନ ତୁମ୍ଭର ବିଶ୍ରାମଗୃହ ନୁହେଁ।
କାରଣ ତୁମ୍ଭେମାନେ ଏହାର ପ୍ରତିଦ୍ୱନ୍ଦୀ ହୋଇଛ।
    ତୁମ୍ଭେ ମଧ୍ୟ ଏହାକୁ କଳୁଷିତ କରିଛ।
    ତେଣୁ ଏହି ସ୍ଥାନ ଶୋଚନୀୟ ଭାବରେ ବିଚ୍ଛିନ୍ନ ହେବ।

11 ଯଦି କିଏ ଜଣେ ମିଥ୍ୟା ପ୍ରଗ୍ଭର କରେ ତେବେ ଲୋକମାନେ ତାକୁ ଗ୍ରହଣ କରିବେ।
    ଯଦି ସେ ଆସି କହେ,
“ଭବିଷ୍ୟତରେ ପ୍ରଚୁର ଦ୍ରାକ୍ଷାରସ ଓ କଡ଼ା ସୁରା ମିଳିବ”
    ତେବେ ଏହି ଲୋକମାନେ ମିଥ୍ୟା ଭବିଷ୍ୟ‌ଦ୍‌ବାଣୀକୁ ଗ୍ରହଣ କରିବେ।

ସଦାପ୍ରଭୁ ତାଙ୍କର ସନ୍ତାନଗଣଙ୍କୁ ଏକତ୍ରିତ କରନ୍ତି

12 ହେ ଯାକୁବର ଲୋକମାନେ,
    ଆମ୍ଭେ ତୁମ୍ଭର ସମସ୍ତ ଲୋକମାନଙ୍କୁ ଏକତ୍ରିତ କରିବା।
ଆଉ ମଧ୍ୟ ଇସ୍ରାଏଲର ଅବଶିଷ୍ଟ ଲୋକମାନଙ୍କୁ ଏକାଠି କରିବା।
    ପଶୁମାନଙ୍କୁ ଖୁଆଡ଼ରେ
ଓ ଗ୍ଭରଣଭୂମିରେ ମେଷମାନଙ୍କୁ ଏକତ୍ରିତ କଲାପରି
    ସେମାନଙ୍କୁ ସମବେତ କରାଇବା।
ସେତେବେଳେ ସେ ସ୍ଥାନଟି ଲୋକ ଗହଳିରେ ମୁଖରିତ
    ଓ କୋଳାହଳପୂର୍ଣ୍ଣ ହେବ।
13 ତା’ପରେ “ଭଗ୍ନକାରୀଦଳ [a] “ଲୋକମାନଙ୍କର ନେତୃତ୍ୱ ନେବେ।
ସେମାନେ ପ୍ରବେଶ ପଥକୁ ଭାଙ୍ଗି
    ସେହି ନଗରୀକୁ ପରିତ୍ୟାଗ କରିଛନ୍ତି।
ସେମାନଙ୍କର ରାଜା ସେମାନଙ୍କର ଅଗ୍ରଗାମୀ
    ଓ ତାଙ୍କ ଲୋକମାନଙ୍କର ସମ୍ମୁଖରେ ସଦାପ୍ରଭୁ ମଧ୍ୟ ଥିବେ।

ଇସ୍ରାଏଲ ନେତାଗଣ ଅମଙ୍ଗଳ ପାଇଁ ଦୋଷୀ

ତା’ପରେ ମୁଁ କହିଲି, “ହେ ଯାକୁବର ପ୍ରାଚୀନଗଣ ଓ ଇସ୍ରାଏଲ ବଂଶର ଶାସକଗଣ, ମୋ’ କଥା ଶୁଣ,
    ତୁମ୍ଭେମାନେ ନ୍ୟାୟ କ’ଣ ଜାଣିବା ଉଚିତ୍।
କିନ୍ତୁ ତୁମ୍ଭେମାନେ ସୁକର୍ମକୁ ଘୃଣାକରି ଦୁଷ୍କର୍ମକୁ ଭଲ ପାଉଛ।
    ଆଉ ମଧ୍ୟ ଲୋକମାନଙ୍କ ଶରୀରରୁ ଚର୍ମ ବିଦୀର୍ଣ୍ଣ କରିଛ
    ଏବଂ ସେମାନଙ୍କର ଅସ୍ଥିରୁ ମାଂସ କାଢ଼ି ନେଇଛ।
ତୁମ୍ଭେମାନେ ମୋ’ ସନ୍ତାନମାନଙ୍କୁ ଧ୍ୱଂସ କରିଛ।
    ତୁମ୍ଭେ ସେମାନଙ୍କର ଚର୍ମ କାଢ଼ି ନେଇଛ ଓ ସେମାନଙ୍କର ଅସ୍ଥିକୁ ଭାଙ୍ଗି ଦେଇଛ।
ପାତ୍ରରେ ରନ୍ଧନ ପାଇଁ ମାଂସକୁ ଖଣ୍ତ କଲାପରି ସେମାନଙ୍କ ଅସ୍ଥି ଓ ମାଂସକୁ ତୁମ୍ଭେ ଖଣ୍ତ ଖଣ୍ତ କରିଛ।
ତେଣୁ ତୁମ୍ଭେମାନେ ଯେତେବେଳେ ସଦାପ୍ରଭୁଙ୍କୁ ନିବେଦନ କରିବ,
    କିନ୍ତୁ ସେ କୌଣସି ଉତ୍ତର ଦେବେ ନାହିଁ।
ଆଉ ମଧ୍ୟ ତୁମ୍ଭେମାନେ ଦୁଷ୍କର୍ମ କରିଥିବାରୁ
    ସଦାପ୍ରଭୁ ତୁମ୍ଭମାନଙ୍କୁ ତାଙ୍କର ମୁହଁ ଲୁଗ୍ଭଇବେ।”

ମିଥ୍ୟା ଭବିଷ୍ୟ‌ଦ୍‌ବକ୍ତାଗଣ

କେତେକ ଭବିଷ୍ୟ‌ଦ୍‌ବକ୍ତା ସଦାପ୍ରଭୁଙ୍କ ଲୋକଙ୍କୁ ମିଥ୍ୟା ବାକ୍ୟ କୁହନ୍ତି। ସଦାପ୍ରଭୁ ସେହି ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ସମ୍ବନ୍ଧରେ ଏହି କଥା କୁହନ୍ତି,

“ଏହି ଭବିଷ୍ୟ‌ଦ୍‌ବକ୍ତାଗଣ ନିଜର ଉଦର ଦ୍ୱାରା ପରିଗ୍ଭଳିତ ହୁଅନ୍ତି।
ଯେଉଁ ଲୋକମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ସେହି ଲୋକମାନଙ୍କୁ ଶାନ୍ତି ପ୍ରଦାନ ପାଇଁ ସେମାନେ ପ୍ରତିଜ୍ଞା କରନ୍ତି।
    କିନ୍ତୁ ଯେଉଁମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ନାହିଁ ସେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତି।

“ଏଥିପାଇଁ ତୁମ୍ଭେମାନେ ଦର୍ଶନ ପାଇବ ନାହିଁ,
    ତୁମ୍ଭମାନଙ୍କ ପାଇଁ ତାହା ରାତ୍ରି ହେବ।
ଭବିଷ୍ୟ‌‌ଦ୍‌‌ରେ କ’ଣ ଘଟିବ ତୁମ୍ଭେମାନେ ତାହା ଦେଖି ପାରିବ ନାହିଁ।
    ତେଣୁ ତାହା ତୁମ୍ଭମାନଙ୍କ ପାଇଁ ଅନ୍ଧକାର ହେବ।
ସୂର୍ଯ୍ୟ ସେହି ଭବିଷ୍ୟ‌ଦ୍‌ବକ୍ତାଗଣଙ୍କ ଉପରେ
    ଅସ୍ତମିତ ହେବେ,
    ତେଣୁ ସେମାନଙ୍କ ପାଇଁ ଦିବସ ଅନ୍ଧକାର ତୁଲ୍ୟ ହେବ।
ଆଉ ସେହି ଦର୍ଶକମାନେ ଲଜ୍ଜିତ ହେବେ
    ଏବଂ ମନ୍ତ୍ରଜ୍ଞମାନେ ଉ‌‌ଦ୍‌‌ବିଗ୍ନ ହେବେ।
ସେମାନେ କିଛି କହି ପାରିବେ ନାହିଁ
    କାରଣ ପରମେଶ୍ୱର ତାଙ୍କୁ କୌଣସି ଉତ୍ତର ଦେବେ ନାହିଁ।”

ମୀଖା ପରମେଶ୍ୱରଙ୍କର ଏକ ସାଧୁ ଭବିଷ୍ୟ‌ଦ୍‌ବକ୍ତା

କିନ୍ତୁ ସଦାପ୍ରଭୁଙ୍କର ଆତ୍ମା ଦ୍ୱାରା ଶକ୍ତିରେ,
    ନ୍ୟାୟ ବିଗ୍ଭରରେ ଓ ପରାକ୍ରମରେ ମୁଁ ଏପରି ପରିପୂର୍ଣ୍ଣ ହେବି ଯେ,
ଯାକୁବର ଅପରାଧ ଓ ଇସ୍ରାଏଲର ପାପ ବିଷୟରେ
    ମୁଁ ସେମାନଙ୍କୁ ଅବଗତ କରାଇବି।”

ଇସ୍ରାଏଲର ପ୍ରାଚୀନଗଣ ନିନ୍ଦିତ ହୁଅନ୍ତି

ହେ ଯାକୁବର ବୃଦ୍ଧଗଣ ଓ ଇସ୍ରାଏଲର ଶାସକଗଣ ମୋ’ କଥା ଶୁଣ!
    ତୁମ୍ଭେମାନେ ନ୍ୟାୟ ବିଗ୍ଭର ଚଳଣିକୁ ଘୃଣା କରୁଛ।
ଯାହାସବୁ ନ୍ୟାୟ ଓ ଯଥାର୍ଥ
    ତୁମ୍ଭେମାନେ ସେ ସମସ୍ତକୁ ମିଥ୍ୟା କରୁଛ।
10 ଲୋକମାନଙ୍କ ରକ୍ତରେ ସିୟୋନକୁ ତୁମ୍ଭେ ଗଢ଼ିଛ
    ଓ ଅଧର୍ମ ଦ୍ୱାରା ଯିରୁଶାଲମକୁ ନିର୍ମାଣ କରିଛ।
11 ଯିରୁଶାଲମର ବିଗ୍ଭରପତିଗଣ
    ଲାଞ୍ଚ ନେଇ ବିଗ୍ଭର କରନ୍ତି।
ଆଉ ସେ ସ୍ଥାନର ଯାଜକଗଣ
    ଅର୍ଥ ନେଇ ଶିକ୍ଷା ଦିଅନ୍ତି
ଓ ଭବିଷ୍ୟ‌ଦ୍‌ବକ୍ତାଗଣ ଭବିଷ୍ୟ‌ଦ୍‌ବାଣୀ ପାଇଁ
    ଅର୍ଥ ନିଅନ୍ତି।
ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଆଶା କରନ୍ତି।
    ସେମାନେ ମଧ୍ୟ କୁହନ୍ତି, “ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠାରେ ଅଛନ୍ତି।
    ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।”

12 ହେ ପ୍ରାଚୀନଗଣ, ତୁମ୍ଭମାନଙ୍କ ପାଇଁ ସିୟୋନ ଧ୍ୱଂସ ହେବ।
    ଏହା ଗ୍ଭଷ ଭୂମିରେ ପରିଣତ ହେବ।
ଯିରୁଶାଲମ ମଧ୍ୟ ପ୍ରସ୍ତର ସ୍ତୁପରେ ପରିଣତ ହେବ।
    ମନ୍ଦିରର ପର୍ବତ ଶୂନ୍ୟ ପାହାଡ଼ ହୋଇ ବଣବୁଦାରେ ଆବୃତ ହେବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11

ଦୁଇଜଣ ସାକ୍ଷୀ

11 ତା’ପରେ ମୋତେ ବୁଲାବାଡ଼ି ଲମ୍ବର ଗୋଟିଏ ମାପଦଣ୍ଡ ଦିଆଗଲା। ମୋତେ କୁହାଗଲା, “ଯାଅ ପରମେଶ୍ୱରଙ୍କର ମନ୍ଦିର, ବେଦୀକୁ ମାପ, ଏବଂ ସେଠାରେ ଉପାସନା କରୁଥିବା ଲୋକମାନଙ୍କର ସଂଖ୍ୟା ଗଣନା କର। କିନ୍ତୁ ମନ୍ଦିରର ବାହାର ଅଗଣା ମାପ ନାହିଁ। ତାହାକୁ ସେହିପରି ଛାଡ଼ିଦିଅ, କାରଣ ତାହା ଅଣଯିହୂଦୀୟ ଦେଶଗୁଡ଼ିକର ଲୋକମାନଙ୍କୁ ଦିଆଯାଇଛି। ସେହି ଲୋକମାନେ ବୟାଳିଶ୍ ମାସ ପର୍ଯ୍ୟନ୍ତ ପବିତ୍ର ନଗରକୁ ପଦଦଳିତ କରିବେ। ମୁଁ ମୋର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବି। ସେମାନେ 1260 ଦିନ ପର୍ଯ୍ୟନ୍ତ ଅଖା ପିନ୍ଧି ଭବିଷ୍ୟ‌‌ଦ୍‌‌‌‌ବାଣୀ କହିବେ।”

ଏହି ଦୁଇ ସାକ୍ଷୀ ହେଉଛନ୍ତି, ପୃଥିବୀରେ ପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇଥିବା ଦୁଇ ବୀଜ ବୃକ୍ଷ ଓ ଦୁଇ ଦୀପରୂଖା। ଯଦି କେହି ସେମାନଙ୍କର କ୍ଷତି କରିବାକୁ ଗ୍ଭହେଁ, ତା’ହେଲେ ସେମାନଙ୍କର ମୁହଁରୁ ବାହାରୁଥିବା ଅଗ୍ନି ସେମାନଙ୍କୁ ଧ୍ୱଂସ କରିବ। ଯଦି କୌଣସି ଲୋକ ସେମାନଙ୍କର କ୍ଷତି କରିବାକୁ ଚେଷ୍ଟା କରେ, ସେ ଏହିପରିଭାବେ ମୃତ୍ୟୁ ଭୋଗ କରିବ। ଏହି ଦୁଇଜଣ ଭବିଷ୍ୟ‌‌ଦ୍‌‌‌‌ବାଣୀ କହିବା ବେଳେ ଯେପରି ବର୍ଷା ନ ହୁଏ, ସେଥିନିମନ୍ତେ ଆକାଶକୁ ରୁଦ୍ଧ କରିବା ନିମନ୍ତେ ସେମାନଙ୍କର କ୍ଷମତା ଅଛି। ଜଳକୁ ରକ୍ତରେ ପରିଣତ କରିବାର କ୍ଷମତା ସେମାନଙ୍କର ଅଛି। ପୃଥିବୀକୁ ପ୍ରତ୍ୟେକ ପ୍ରକାରର ମହାମାରୀ ଦ୍ୱାରା କଷ୍ଟ ଦେବାର କ୍ଷମତା ସେମାନଙ୍କର ଅଛି। ସେମାନେ ସେମାନଙ୍କର ନିଜ ଇଚ୍ଛା ଅନୁସାରେ ଯେତେଥର ଗ୍ଭହିଁବେ, ସେତଥର ଏହା କରି ପାରିବେ।

ସେମାନଙ୍କର ସାକ୍ଷ୍ୟ ଦେବା ସମୟ ସରିଯିବା ପରେ ସେହି ପଶୁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବ। ପାତାଳର ଅତଳ ଗର୍ଭରୁ ଉପରକୁ ଆସୁଥିବା ପଶୁ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବ। ସେ ସେମାନଙ୍କୁ ପରାସ୍ତ କରି ହତ୍ୟା କରିବ। ଏହି ଦୁଇ ସାକ୍ଷୀଙ୍କର ଶରୀର ମହାନଗରୀର ରାସ୍ତାରେ ପଡ଼ିରହିବ। ଏହି ନଗରର ନାମ ‘ସଦୋମ’ ଓ ‘ମିଶର’। ନଗରର ନାମଗୁଡ଼ିକର ବିଶେଷ ଅର୍ଥ ରହିଛି। ଏହି ନଗରରେ ସେମାନଙ୍କର ପ୍ରଭୁଙ୍କୁ ମଧ୍ୟ କ୍ରୁଶରେ ଚଢ଼ାଇ ମାରି ଦିଆଯାଇଥିଲା। ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସମସ୍ତ ମଣିଷ ଜାତି, ସମସ୍ତ ଗୋଷ୍ଠୀ, ସମସ୍ତ ଭାଷା ଏବଂ ସମସ୍ତ ରାଷ୍ଟ୍ରର ଲୋକମାନେ ସେମାନଙ୍କର ଶବ ଦେଖିବେ। କିନ୍ତୁ ସେମାନେ ସେମାନଙ୍କର ସମାଧିସ୍ଥ ହେବାକୁ ଦେବେ ନାହିଁ। 10 ସେମାନଙ୍କର ମୃତ୍ୟୁରେ ପୃଥିବୀର ଲୋକେ ଖୁସୀ ହେବେ। ସେମାନେ ଭୋଜି କରିବେ ଓ ପରସ୍ପର ଭିତରେ ଉପହାର ଦିଆନିଆ କରିବେ। ସେମାନେ ଏପରି କରିବେ, କାରଣ ଏହି ଦୁଇଜଣ ସାକ୍ଷୀ ପୃଥିବୀବାସୀଙ୍କୁ ବହୁତ ଯନ୍ତ୍ରଣା ଦେଇଥିଲେ।

11 କିନ୍ତୁ ସାଢ଼େ ତିନି ଦିନ ପରେ ପରମେଶ୍ୱରଙ୍କଠାରୁ ଜୀବନୀ ଶକ୍ତି ସେହି ଦୁଇଜଣ ଭବିଷ୍ୟ‌‌ଦ୍‌‌‌‌ବକ୍ତାଙ୍କ ଭିତରେ ପ୍ରବେଶ କଲା। ସେମାନେ ସେମାନଙ୍କର ପାଦରେ ଉଠି ଠିଆ ହେଲେ। ସେମାନଙ୍କୁ ଦେଖିବା ଲୋକମାନେ ବହୁତ ଭୟ କଲେ। 12 ତା’ପରେ ସେହି ଦୁଇଜଣ ସାକ୍ଷୀ ସ୍ୱର୍ଗରୁ ଆସୁଥିବା ଗୋଟିଏ ଉଚ୍ଚ ସ୍ୱର ଶୁଣି ପାରିଲେ, “ଏଠାକୁ ଉଠି ଆସ।” ଏହା ଶୁଣି ଦୁଇଜଣ ଭବିଷ୍ୟ‌‌ଦ୍‌‌‌‌ବକ୍ତା ମେଘ ଦ୍ୱାରା ସ୍ୱର୍ଗକୁ ଗଲେ। ଏହା ସେମାନଙ୍କର ଶତ୍ରୁମାନେ ଦେଖୁଥିଲେ।

13 ଠିକ୍ ସେହି ସମୟରେ ଏକ ମହା ଭୂମିକମ୍ପ ହେଲା। ନଗରର ଏକ ଦଶମାଂଶ ନଷ୍ଟ ହୋଇଗଲା। ସାତ ହଜାର ଲୋକ ପ୍ରାଣ ହରାଇଲେ। ପ୍ରାଣ ହରାଇ ନ ଥିବା ଲୋକମାନେ ଅଧିକ ଭୟ କଲେ। ସେମାନେ ସ୍ୱର୍ଗର ପରମେଶ୍ୱରଙ୍କୁ ଗୌରବ ଦେଲେ।

14 ଦ୍ୱିତୀୟ କ୍ଳେଶ ଦୂର ହେଲା। ତୃତୀୟ କ୍ଳେଶଟି ଖୁବ୍ ଶୀଘ୍ର ଆସୁଛି।

ସପ୍ତମ ତୂରୀ

15 ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ୱର୍ଗରେ ଉଚ୍ଚ ସ୍ୱରମାନ ଶୁଣାଗଲା। ସେମାନେ କହିଲେ,

“ଏହି ପୃଥିବୀ ବର୍ତ୍ତମାନ ଆମ୍ଭ ପ୍ରଭୁଙ୍କର ଓ ତାହା ଖ୍ରୀଷ୍ଟଙ୍କର ରାଜ୍ୟ ହେଲା।
    ସେ ଅନନ୍ତକାଳ ନିମନ୍ତେ ରାଜତ୍ୱ କରିବେ।”

16 ତା’ପରେ ଚବିଶ ଜଣ ପ୍ରାଚୀନ ମୁଣ୍ଡ ନୁଆଁଇ ପ୍ରଣାମ କଲେ ଓ ପରମେଶ୍ୱରଙ୍କର ଉପାସନା କଲେ। ଏହି ପ୍ରାଚୀନମାନେ ପରମେଶ୍ୱରଙ୍କ ସମ୍ମୁଖରେ ସେମାନଙ୍କ ସିଂହାସନରେ ବସନ୍ତି। 17 ସେହି ପ୍ରାଚୀନମାନେ କହିଲେ:

“ହେ ପ୍ରଭୁ ପରମେଶ୍ୱର, ତୁମ୍ଭେ ସର୍ବଶକ୍ତିମାନ ଅଟ।
    ଆମ୍ଭେ ତୁମ୍ଭକୁ ଧନ୍ୟବାଦ ଦେଉଅଛୁ; ତୁମ୍ଭେ ହିଁ ଏକମାତ୍ର ବର୍ତ୍ତମାନ ଅଛ, ଓ ଅତୀତରେ ଥିଲ।
ଏବେ ତୁମ୍ଭେ ତୁମ୍ଭର ମହାଶକ୍ତି ପ୍ରୟୋଗ କରି ଶାସନ କରିବାକୁ ଆରମ୍ଭ କରିଛ,
    ସେଥିପାଇଁ ତୁମ୍ଭକୁ ଧନ୍ୟବାଦ ଦେଉଅଛୁ।
18 ଅନ୍ୟ ଜାତୀୟମାନେ ତୁମ୍ଭ ଉପରେ କ୍ରୋଧ କରିଥିଲେ,
    କିନ୍ତୁ ବର୍ତ୍ତମାନ ତୁମ୍ଭ କ୍ରୋଧର ସମୟ ଉପସ୍ଥିତ,
    ମୃତମାନଙ୍କର ବିଗ୍ଭର ସମୟ ଆସିଛି;
ତୁମ୍ଭ ସେବକମାନଙ୍କୁ ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କୁ ପୁରସ୍କାର ଦେବାର ସମୟ ଆସିଛି,
    ଏବଂ ତୁମ୍ଭକୁ ଭୟ ଓ ସମ୍ମାନ କରୁଥିବା ସାନବଡ଼ ପ୍ରତ୍ୟେକଙ୍କୁ ପୁରସ୍କାର ଦେବାର ସମୟ ଆସିଛି।
ପୃଥିବୀକୁ ବିନାଶ କରୁଥିବା ବିନାଶକାରୀଙ୍କର ବିନାଶର ସମୟ ଉପସ୍ଥିତ ହୋଇଛି।”

19 ତା’ପରେ ସ୍ୱର୍ଗରେ ପରମେଶ୍ୱରଙ୍କ ମନ୍ଦିର ଖୋଲିଗଲା ଓ ସେହି ମନ୍ଦିରର ପବିତ୍ର ନିୟମସିନ୍ଦୁକ ଦେଖାଗଲା। ଏହି ପବିତ୍ର ସିନ୍ଦୁକରେ ସେହି ଚୁକ୍ତି ଥିଲା, ଯାହାକୁ ପରମେଶ୍ୱର ଲୋକମାନଙ୍କୁ ଦେଇଥିଲେ। ତା’ପରେ ସେଠାରେ ବିଜୁଳିର ଆଲୋକ ଝଲସି ଉଠିଲା, ତଥା ମହା କୋଳାହଳ, ବଜ୍ର ନାଦ, ଭୂମିକମ୍ପ ଓ ପ୍ରବଳ କୁଆପଥର ବୃଷ୍ଟି ହେଲା।

Oriya Bible: Easy-to-Read Version (ERV-OR)

2010 by World Bible Translation Center