Old/New Testament
ଅନ୍ୟ ଗୋଷ୍ଠୀ ବିଷୟରେ ବିଗ୍ଭର
9 ଏକ ସ୍ୱର୍ଗୀୟବାଣୀ, ସଦାପ୍ରଭୁଙ୍କର ବାର୍ତ୍ତା, ହଦ୍ରକ ଦେଶ ଏବଂ ଏହାର ରାଜଧାନୀ ଦମ୍ମେଶକ ବିଷୟରେ। ସମସ୍ତ ଲୋକ ପରମେଶ୍ୱରଙ୍କୁ ଅନାଉଅଛନ୍ତି, “ଯେପରି ଇସ୍ରାଏଲ ଗୋଟିଏ ପରିବାରବର୍ଗ। 2 ଏହା ମଧ୍ୟ ସତ୍ୟ ଯେ, ହମାତ୍, ସୋର ଓ ସୀଦୋନ ସୀମାରେ ଅବସ୍ଥିତ ଅଟେ। କାରଣ ସେମାନେ ଅତି ବୁଦ୍ଧିମାନ। ସୋର ନିଜ ପାଇଁ ଦୁର୍ଗ ନିର୍ମାଣ କଲା। 3 ସୋର ନିଜ ପାଇଁ ଗମ୍ବୁଜ ନିର୍ମାଣ କଲା। ସେ ରୂପାକୁ ଧୂଳିପରି ଓ ସୁନାକୁ କାଦୁଅପରି ରାସ୍ତାରେ ଗଦା କଲା। 4 ମାତ୍ର ସଦାପ୍ରଭୁ ଏହାକୁ ନେଇଯିବେ। ସେ ତା’ର ଧନ ସମୁଦ୍ରରେ ଫୋପାଡ଼ି ଦେବେ ଏବଂ ନଗରଟି ନିଆଁରେ ଜଳିଯିବ।
5 “ଅସ୍କିଲୋନ ତାହା ଦେଖି ଭୟଭୀତ ହେବ ଓ ଘସାର ଲୋକମାନେ ଭୟରେ ଥରିବେ। ଇକ୍ରୋଣ ଲୋକମାନେ ସମସ୍ତ ଭରସା ହରାଇବେ। ଘସାରେ ଆଉ ରାଜା ରହିବେ ନାହିଁ। ଆଉ ମଧ୍ୟ ଅସ୍କିଲୋନ ଜନଶୂନ୍ୟ ହେବ। 6 ପୁଣି ଅସ୍ଦୋଦକୁ ଏକ ଜାରଜ ଶାସନ କରିବ। ମୁଁ ସମ୍ପୂର୍ଣ୍ଣ ଭାବରେ ପଲେଷ୍ଟୀୟମାନଙ୍କର ଦର୍ପ ଚୂର୍ଣ୍ଣ କରିବି। 7 ସେମାନେ ଆଉ ରକ୍ତ ସହିତ ମାଂସ ଭୋଜନ କରିବେ ନାହିଁ ଅଥବା ଅନ୍ୟ ଘୃଣ୍ୟ ଖାଦ୍ୟ ଖାଇବେ ନାହିଁ। ଯେଉଁ ପଲେଷ୍ଟୀୟମାନେ ବଞ୍ଚିବେ ସେମାନେ ମଧ୍ୟ ମୋ’ ଲୋକମାନଙ୍କର ଅଂଶ ହେବେ, ଏହା ଯିହୁଦାର ଏକ ବଂଶ ହେବ। ଇକ୍ରୋଣର ଲୋକମାନେ ମୋ’ ଲୋକମାନଙ୍କର ଅଂଶୀଦାର ହେବେ, ଯେପରି ଯିବୂଷିୟମାନେ କରିଥିଲେ। 8 ଆମ୍ଭେ ନିଜ ଦେଶରେ ଛାଉଣି ସ୍ଥାପନ କରିବା, ପ୍ରହରୀ ହେବା ଶତ୍ରୁମାନଙ୍କ ବିରୁଦ୍ଧରେ। କୌଣସି ଅତ୍ୟାଗ୍ଭର ପୂନର୍ବାର ତାଙ୍କୁ ଦଳିତ କରିବ ନାହିଁ, କାରଣ ବର୍ତ୍ତମାନ ମୁଁ ମୋର ସ୍ୱଚକ୍ଷୁରେ ଦେଖୁଛି। ମୋ’ ସ୍ୱଚକ୍ଷୁରେ ମୋର ଲୋକମାନଙ୍କର ଯନ୍ତ୍ରଣା ଦେଖୁଅଛି।”
ଭବିଷ୍ୟତ ରାଜା
9 ହେ ସିୟୋନର କନ୍ୟା ଆନନ୍ଦ କର!
ହେ ଯିରୁଶାଲମର କନ୍ୟା, ଚିତ୍କାର କର!
ଦେଖ, ତୁମ୍ଭର ରାଜା ତୁମ୍ଭମାନଙ୍କ ନିକଟକୁ ଆସୁଛନ୍ତି।
ସେ ଧାର୍ମିକ ରାଜା ଓ ସେ ଜୟଲାଭ କରିଛନ୍ତି।
ସେ ଅତ୍ୟନ୍ତ ନମ୍ର।
ସେ ଏକ ଯୁବ ଗଧ ଉପରେ ବସି ଆସୁଛନ୍ତି।
10 ଆମ୍ଭେ ଇଫ୍ରୟିମଠାରୁ ରଥକୁ କାଢ଼ି ନେବା,
ଯିରୁଶାଲମଠାରୁ ଅଶ୍ୱ ଯୁଦ୍ଧରେ ବ୍ୟବହୃତ
ଧନୁ କାଢ଼ି ନିଆଯିବ।
ସେହି ରାଜା ଗୋଷ୍ଠୀଗଣଙ୍କ ନିକଟକୁ ଶାନ୍ତିର ସନ୍ଦେଶ ଆଣିବେ।
ତାଙ୍କର ରାଜ୍ୟ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ
ଓ ଫରାତ୍ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ବିସ୍ତୁତ ହେବ।
ସଦାପ୍ରଭୁ ଆପଣା ଲୋକଙ୍କୁ ରକ୍ଷା କରିବେ
11 ହେ ଯିରୁଶାଲମ, କାରଣ ରକ୍ତ ଦ୍ୱାରା ତୁମ୍ଭର ଚୁକ୍ତି ଆମ୍ଭ ସହିତ ମୋହରାଙ୍କିତ ହୋଇଛି।
ଆମ୍ଭେ ତୁମ୍ଭର ବନ୍ଦୀମାନଙ୍କୁ ପାଣି ନ ଥିବା ପାଣି କୁଣ୍ତରୁ ମୁକ୍ତି କରିଛୁ।
12 ହେ ବନ୍ଦୀଗଣ, ତୁମ୍ଭମାନଙ୍କର ଦୁର୍ଗକୁ ଫେରିଯାଅ।
ବର୍ତ୍ତମାନ ତୁମ୍ଭର ଭରସା ଅଛି।
ଆଜି ଆମ୍ଭେ ଘୋଷଣା କରୁଛୁ ଯେ,
ଆମ୍ଭେ ତୁମ୍ଭଙ୍କୁ ଦ୍ୱିଗୁଣ ଫେରାଇ ଦେବା।
13 ଆମ୍ଭେ ଯିହୁଦାକୁ ଆପଣା ଧନୂରୂପେ ବ୍ୟବହାର କରିବା।
ଇଫ୍ରୟିମକୁ ଆମ୍ଭର ଶର ରୂପେ ବ୍ୟବହାର କରିବା।
ଆଉ ହେ ସିୟୋନ, ଆମ୍ଭେ ତୁମ୍ଭର ପୁତ୍ରମାନଙ୍କୁ ଜାଗରିତ କରିବା, ହେ ଗ୍ରୀସ୍, ତୁମ୍ଭ ପୁତ୍ରମାନଙ୍କ ବିରୁଦ୍ଧରେ ଉତ୍ତେଜିତ କରିବା
ଓ ଆମ୍ଭେ ତୁମ୍ଭଙ୍କୁ ଏକ ଶକ୍ତିଶାଳୀ ଖଣ୍ତା ପରି କରିଦେବା।
14 ସଦାପ୍ରଭୁ ତାଙ୍କ ସମ୍ମୁଖରେ ଉପସ୍ଥିତ ହେବେ।
ବିଦ୍ୟୁତ୍ ସଦୃଶ ତାଙ୍କର ଶର ଯିବ।
ସଦାପ୍ରଭୁ ପରମେଶ୍ୱର ତୂରୀ ବଜାଇବେ
ଏବଂ ସେ ଦକ୍ଷିଣ ଆଡ଼ୁ ଝଡ଼ପରି ଅଗ୍ରସର ହେବେ।
15 ସର୍ବଶକ୍ତିମାନ୍ ସଦାପ୍ରଭୁ ସେମାନଙ୍କୁ ସୁରକ୍ଷା ଦେବେ।
ସେମାନେ ଧ୍ୱଂସ ହେବେ, ସେମାନେ ସେମାନଙ୍କର ଶତ୍ରୁମାନଙ୍କୁ ବାଟୁଳି ଦ୍ୱାରା ପରାସ୍ତ କରିବେ।
ସେମାନେ ଦ୍ରାକ୍ଷାରସ ପାନ କରିବେ ଓ ଦୁର୍ଦ୍ଦାନ୍ତ ହେବେ,
ସେମାନେ ଯଜ୍ଞବେଦିର କୋଣରେ ଥିବା ପାତ୍ର ଯେପରି ସେହିପରି ପୂର୍ଣ୍ଣ ହେବେ।
16 ସଦାପ୍ରଭୁ ସେମାନଙ୍କର ପରମେଶ୍ୱର
ସେମାନଙ୍କୁ ରକ୍ଷା କରିବେ,
ସେହି ଦିନ ତାଙ୍କର ଲୋକମାନେ ମେଷପରି ହେବେ।
ସେମାନେ ତାଙ୍କ ଦେଶରେ
ମୁକୁଟର ରତ୍ନ ସ୍ୱରୂପ ଝକ୍ମକ୍ କରିବେ।
17 ପ୍ରତ୍ୟେକ ଜିନିଷ ଉତ୍ତମ ଓ ସୁନ୍ଦର ହେବ।
ଶସ୍ୟ ଏବଂ ନୂତନ ଦ୍ରାକ୍ଷାରସ
ଯୁବକ ଯୁବତୀଙ୍କର ବଳ ବଢ଼ାଇବ।
ସଦାପ୍ରଭୁଙ୍କ ପ୍ରତିଜ୍ଞା
10 ବସନ୍ତ ଋତୁରେ ବର୍ଷା ହେବା ପାଇଁ ମୁଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କରେ। ସଦାପ୍ରଭୁ ହିଁ କେବଳ ବିଦ୍ୟୁତ୍ ପ୍ରେରଣ କରନ୍ତି ଏବଂ ବର୍ଷା ଢାଳନ୍ତି ଓ ପ୍ରତ୍ୟେକଙ୍କୁ କ୍ଷେତର ଘାସ ପ୍ରଦାନ କରନ୍ତି।
2 କାରଣ ମୂର୍ତ୍ତିଗୁଡ଼ିକ ପ୍ରବଞ୍ଚନା ପୂର୍ଣ୍ଣ ବାକ୍ୟ କହିଥିଲେ ଏବଂ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଦର୍ଶନ ଦେଖିଥିଲେ। ସେମାନେ ମୂଲ୍ୟହୀନ ସ୍ୱପ୍ନ ଏବଂ ସେମାନେ ମିଥ୍ୟା ସାନ୍ତ୍ୱନା ଦେଲେ। ସେଥିପାଇଁ ସେମାନେ ମେଷ ତୁଲ୍ୟ ବୁଲିବେ, ଆଉ କଷ୍ଟ ଭୋଗିବେ କାରଣ ସେମାନଙ୍କର କୌଣସି ମେଷପାଳକ ନାହାନ୍ତି।
3 “ଆମ୍ଭେ ବିଶେଷଭାବରେ ପାଳକମାନଙ୍କ ଉପରେ କ୍ରୋଧାନ୍ୱିତ। ଆମ୍ଭେ ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟ କରିବା ଯେଉଁମାନେ ମେଷପଲର ଯତ୍ନ ନିଅନ୍ତି।” କାରଣ ସର୍ବଶକ୍ତିମାନ ସଦାପ୍ରଭୁ ପ୍ରକୃତରେ ତାଙ୍କ ପଲର ଯତ୍ନ ନିଅନ୍ତି, ଯିହୁଦାର ଘର। ସେ ସେମାନଙ୍କୁ ଏକ ଯୋଦ୍ଧା ଅଶ୍ୱ ପରି ତିଆରି କରିବେ।
4 “କୋଣ ପ୍ରସ୍ତର, ତାଙ୍କଠାରୁ ତମ୍ବୁର କିଳା, ଯୁଦ୍ଧର ଧନୁ ଏବଂ ସମସ୍ତ ସୈନ୍ୟାଧିପତି, ଏକତ୍ର ଯିହୁଦାରୁ ଆସିବେ। 5 ସେମାନେ ବୀରପରି ତାଙ୍କର ପାଦତଳେ କାଦୁଅ ରାସ୍ତାକୁ ଦଳି ଦେବେ। ସେମାନେ ଯୁଦ୍ଧ କରି ଶତ୍ରୁପକ୍ଷର ଅଶ୍ୱାରୋହୀମାନଙ୍କୁ ମଧ୍ୟ ପରାସ୍ତ କରିବେ। କାରଣ ସଦାପ୍ରଭୁ ତାଙ୍କ ସହବର୍ତ୍ତୀ ଅଟନ୍ତି। 6 ଆମ୍ଭେ ଯିହୁଦାର ଗୃହକୁ ଶକ୍ତିଶାଳୀ କରାଇବା ଆଉ ମଧ୍ୟ ଆମ୍ଭେ ଯୋଷେଫଙ୍କର ଗୃହକୁ ରକ୍ଷା କରିବା। ଆମ୍ଭେ ସେମାନଙ୍କୁ ପୁନଃସ୍ଥାପନ କରିବା କାରଣ ସେମାନଙ୍କ ପ୍ରତି ଆମ୍ଭର ଦୟା ଅଛି। ଏହା ଏପରି ହେବ ଯେପରିକି ଆମ୍ଭେ ସେମାନଙ୍କୁ କେବେ ପ୍ରତ୍ୟାଖ୍ୟାନ କରି ନାହୁଁ। ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଏବଂ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। 7 ଇଫ୍ରୟିମର ଲୋକମାନେ ଦ୍ରାକ୍ଷାରସ ପାନ କରିଥିବା ସୈନ୍ୟଟି ପରି ଖୁସୀ ହେବେ। ସେମାନଙ୍କର ପିଲାମାନେ ଦେଖିବେ ଓ ଆନନ୍ଦ କରିବେ। ସେମାନଙ୍କର ହୃଦୟ ସଦାପ୍ରଭୁଙ୍କଠାରେ ଉଲ୍ଲସିତ ହେବ।
8 “ଆମ୍ଭେ ତୂରି ବଜାଇବା ଏବଂ ସେମାନଙ୍କୁ ଏକତ୍ରିତ କରାଇବା। ଆମ୍ଭେ ସେମାନଙ୍କୁ ଦାସତ୍ୱରୁ ମୁକ୍ତ କରିଅଛୁ ଓ ସେମାନେ ଯେପରି ବହୁ ସଂଖ୍ୟାରେ ଥିଲେ ସେହିପରି ବହୁ ସଂଖ୍ୟାରେ ପୂର୍ଣ୍ଣ ହେବେ। 9 ଯଦିଓ ଆମ୍ଭେ ଦେଶଗୁଡ଼ିକ ମଧ୍ୟରେ ସେମାନଙ୍କୁ ବିଛାଡ଼ି ଦେଇଛୁ, ସେମାନେ ସେହି ଦୂର ସ୍ଥାନରେ ଆମ୍ଭକୁ ମନେ ପକାଇବେ। ସେମାନେ ସନ୍ତାନଗଣଙ୍କୁ ପାଳନ କରିବେ ଏବଂ ସେମାନେ ଫେରିବେ। 10 ଆମ୍ଭେ ସେମାନଙ୍କୁ ମିଶରରୁ ଫେରାଇ ଆଣିବା ଏବଂ ଅଶୂରରୁ ଏକତ୍ରିତ କରିବା। ଆମ୍ଭେ ସେମାନଙ୍କୁ ଗିଲିୟଦରୁ ଏବଂ ଲିବାନୋନ୍ରୁ ଫେରାଇ ଆଣିବା ଏବଂ ସେମାନଙ୍କ ପାଇଁ ଯଥେଷ୍ଟ ସ୍ଥାନ ନ ଥିବ।” 11 ସେମାନେ ଦାରୁଣ ବ୍ୟଥାର ସମୁଦ୍ର ମଧ୍ୟଦେଇ ପାର ହେବେ ଏବଂ ସମୁଦ୍ରର ଢେଉକୁ ଆଘାତ କରିବେ। ନୀଳ ନଦୀର ଗଭୀରତାର ପାଣି ସବୁ ଶୁଖିଯିବ। ଅଶୂରର ଗର୍ବ ନତ ହେବ ଏବଂ ମିଶରର ରାଜଦଣ୍ତ ଗ୍ଭଲିଯିବ। 12 ସଦାପ୍ରଭୁ ତାଙ୍କର ନିଜର ଲୋକମାନଙ୍କୁ ବଳବାନ୍ କରିବେ। ତାଙ୍କ ନାମରେ, ସେମାନେ ସବୁସ୍ଥାନକୁ ଯିବେ।” ଏହା ସଦାପ୍ରଭୁ କହିଥିଲେ।
ପରମେଶ୍ୱର ଅନ୍ୟରାଷ୍ଟ୍ରକୁ ଦଣ୍ତ ଦେବେ
11 ହେ ଲିବାନୋନ୍, ତୁମ୍ଭେ ତୁମ୍ଭର ସମସ୍ତ ଦ୍ୱାର ଖୋଲିଦିଅ
ଯେପରି ଅଗ୍ନି ତୁମ୍ଭର ସମସ୍ତ ଦେବଦାରୁ ବୃକ୍ଷଗୁଡ଼ିକୁ ପୋଡ଼ି ପକାଇବେ।
2 ତୁମ୍ଭେ ଦେବଦାରୁ ଜାତୀୟ ବୃକ୍ଷ ଶୋକ କର କାରଣ ଦେବଦାରୁ ପଡ଼ିଯାଇଛି।
ଶକ୍ତିଶାଳୀମାନେ ଧ୍ୱଂସ ହୋଇଛନ୍ତି।
ଶୋକ କର, ହେ ବାଶନର ଅଲୋନବୃକ୍ଷ
ସେହି ଦୁର୍ଗମ ବନ କଟାଗଲା।
3 ମେଷପାଳକମାନଙ୍କର ବିଳାପ ଶୁଣ।
କାରଣ ସେମାନଙ୍କର ଶକ୍ତିଶାଳୀ ନେତାମାନେ ଧ୍ୱଂସ ହେଲେ।
ଯୁବା ସିଂହମାନଙ୍କର ରବ ଶୁଣ।
କାରଣ ଯିହୁଦାର ଗର୍ବ ଧ୍ୱଂସ ହୋଇଛି।
4 ସଦାପ୍ରଭୁ ମୋର ପରମେଶ୍ୱର କହନ୍ତି, “ଏହି ବଧ ହେବାକୁ ଥିବା ମେଷପଲର ଯତ୍ନ ନିଅ। 5 ଯେଉଁମାନେ ସେଗୁଡ଼ିକୁ କିଣନ୍ତି ସେମାନେ ସେଗୁଡ଼ିକୁ ହତ୍ୟା କଲେ, ଆଉ ସେମାନେ ଦୋଷୀ ସାବ୍ୟସ୍ତ ହେବେ ନାହିଁ। ଯେଉଁମାନେ ସେଗୁଡ଼ିକୁ ବିକ୍ରୀ କରନ୍ତି, କହିବେ, ‘ସଦାପ୍ରଭୁଙ୍କର ପ୍ରଶଂସା କର, କାରଣ ମୁଁ ଧନୀ ହୋଇଅଛି।’ ଏବଂ ସେମାନଙ୍କର ମେଷପାଳକମାନଙ୍କର ସେମାନଙ୍କର ମେଷ ଦଳର ଉପରେ ଦୟା ନ ଥିବ।” 6 ସଦାପ୍ରଭୁ ଏହିକଥା କହିଲେ, “ଏହି ଦେଶ ନିବାସୀ ପାଇଁ ଆମ୍ଭେ ପୂନର୍ବାର ଦୟା ଦେଖାଇବା ନାହିଁ। ମାତ୍ର ଦେଖ, ଆମ୍ଭେ ପ୍ରତ୍ୟେକ ଲୋକଙ୍କୁ ତାଙ୍କର ପ୍ରତିବାସୀ ଓ ତାଙ୍କ ରାଜାଙ୍କ ହସ୍ତରେ ହସ୍ତାନ୍ତର କରିବା। ସେମାନେ ତାଙ୍କର ଦେଶକୁ ଧ୍ୱଂସ କରିବେ। ଆମ୍ଭେ ସେମାନଙ୍କୁ ସେମାନଙ୍କ ଶକ୍ତିରୁ ରକ୍ଷା କରିବା ନାହିଁ।”
7 ତେଣୁ ବଧର ଯୋଗ୍ୟ ସେହି ମେଷପଲର ଆମ୍ଭେ ଯତ୍ନ ନେଲୁ, ଯେଉଁ ନିରୀହ ମେଷ ମରା ହେବାକୁ ଯାଉଥିଲେ, ଆମ୍ଭେ ଦୁଇଟି ଯଷ୍ଟି ନେଲୁ। ଜଣକୁ ଡାକିଲୁ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦେଲୁ। ଏହିପରି ଆମ୍ଭେ ମେଷପଲର ଯତ୍ନ ନେଲୁ। 8 ଆମ୍ଭେ ଏକ ମାସ ମଧ୍ୟରେ ତିନି ଜଣ ମେଷପାଳକଙ୍କୁ ଧ୍ୱଂସ କଲୁ। ଆମ୍ଭେ ସେମାନଙ୍କ ଉପରେ ଅଧୈର୍ଯ୍ୟ ଥିଲୁ ଏବଂ ସେମାନେ ଆମ୍ଭକୁ ଘୃଣା କଲେ। 9 ତା’ପରେ ଆମ୍ଭେ କହିଲୁ, “ଆମ୍ଭେ ତୁମ୍ଭର ମେଷପାଳକ ହେବା ନାହିଁ। ଯେଉଁମାନଙ୍କର ମରିବାର ଅଛି ସେମାନେ ମରନ୍ତୁ ଓ ଯେଉଁମାନଙ୍କର ଉଚ୍ଛିନ୍ନ ହେବାର ଅଛି ସେମାନେ ଉଚ୍ଛିନ୍ନ ହୁଅନ୍ତୁ। ଯେଉଁ ଅବଶିଷ୍ଟ ରହିବେ ସେମାନେ ପରସ୍ପରକୁ ଧ୍ୱସ୍ତ ବିଧ୍ୱସ୍ତ କରନ୍ତୁ।” 10 ତା’ପରେ ଆମ୍ଭେ ଶୋଭା ନାମକ ଯଷ୍ଟିକୁ ନେଲୁ ଏବଂ ତାକୁ ଭାଙ୍ଗି ଦେଲୁ। ଆମ୍ଭେ ଏହା କଲୁ, ଆମ୍ଭର ଚୁକ୍ତିକୁ ଧ୍ୱଂସ କରିବା ପାଇଁ ଯାହା ଏହି ଲୋକମାନଙ୍କ ସହିତ କରିଥିଲୁ। 11 ସେହି ଦିନ ସେହି ଚୁକ୍ତି ଭଗ୍ନ ହେଲା। ତା’ପରେ ସେହି ନିରୀହ ମେଷଗୁଡ଼ିକ ଯେଉଁମାନେ ଆମ୍ଭଙ୍କୁ ଦେଖୁଥିଲେ, ଜାଣିଲେ ଯେ ଏହା ସଦାପ୍ରଭୁଙ୍କର ବାକ୍ୟ ଥିଲା।
12 ତା’ପରେ ମୁଁ କହିଲି, “ଯଦି ତୁମ୍ଭେମାନେ ମୋତେ ମୋର ବେତନ ଦେବାକୁ ଇଚ୍ଛା କରୁଛ ତେବେ ଦିଅ, ନଚେତ୍ ସେଥିରୁ ନିବୃତ୍ତ ହୁଅ।” ତେଣୁ ସେମାନେ ମୋର ମଜୁରୀ ତିରିଶ୍ ରୌପ୍ୟ ମୁଦ୍ରା ଦେଲେ। 13 ତା’ପରେ ସଦାପ୍ରଭୁ ମୋତେ କହିଲେ, “ସେହି ମହତ ମୂଲ୍ୟକୁ ଫୋପାଡ଼ି ଦିଅ, କାରଣ ସେମାନେ ଆମ୍ଭର ମୂଲ୍ୟ ରାଜକୋଷ ମଧ୍ୟରୁ ନିରୂପଣ କଲେ।” ତେଣୁ ମୁଁ ସେହି ତିରିଶ୍ଟି ରୌପ୍ୟ ମୁଦ୍ରା ନେଇ ସଦାପ୍ରଭୁଙ୍କ ମନ୍ଦିରର କୋଷାଗାରରେ ପକାଇ ଦେଲି। 14 ତା’ପରେ ମୁଁ ବନ୍ଧନୀ ନାମକ ଯଷ୍ଟିକୁ ଦୁଇଖଣ୍ତ କଲି। ଏହା କଲି, ଯିହୁଦା ଓ ଇସ୍ରାଏଲର ଏକତା ନଷ୍ଟ କରିବା ପାଇଁ।
15 ତା’ପରେ ସଦାପ୍ରଭୁ ମୋତେ କହିଲେ, “ପୁନର୍ବାର ସେହି ନିର୍ବୋଧ ମେଷପାଳକର ସାଜ ଦିଅ। 16 କାରଣ ଏହି ଦେଶରେ ଆମ୍ଭେ ଏକ ମେଷପାଳକ ଉତ୍ଥାପିତ କରୁଛୁ। ସେ ହଜିଯାଇଥିବା ମେଷଗୁଡ଼ିକ ନିମନ୍ତେ ଯତ୍ନ ନେବ ନାହିଁ। ବିପଥଗାମୀମାନଙ୍କୁ ସେ ଖୋଜିବ ନାହିଁ। ସେ କ୍ଷତିଗ୍ରସ୍ତ ଲୋକଙ୍କୁ ସୁସ୍ଥ କରିବ ନାହିଁ। ଯେଉଁମାନେ ଜୀବନ୍ତ ଅଛନ୍ତି, ସେମାନଙ୍କୁ ସେ ଖୁଆଇବ ନାହିଁ। ସେ ସେଗୁଡ଼ିକର ଖୁରାକୁ ଛିଣ୍ତାଇ ହୃଷ୍ଟପୁଷ୍ଟ ମେଷମାନଙ୍କୁ ଭକ୍ଷ୍ୟଣ କରିବ।”
17 ଯେ ଅଯୋଗ୍ୟ ମେଷପାଳକ,
ସେ ପଲକୁ ତ୍ୟାଗ କରେ।
ତାକୁ ଧିକ୍!
ଖଡ଼୍ଗ ତା’ର ବାହୁକୁ ଏବଂ ତାଙ୍କ ଦକ୍ଷିଣ ଚକ୍ଷୁକୁ ଆଘାତ କରୁ।
ତାହାର ବାହୁ ନିଶ୍ଚୟ ଶୁଷ୍କ ହେବ
ଏବଂ ତାହାର ଦକ୍ଷିଣ ଚକ୍ଷୁ ନିଶ୍ଚୟ ଅନ୍ଧ ହୋଇଯିବ।
ଯିହୁଦାର ଚତୁର୍ପାର୍ଶ୍ୱରେ ଥିବା ଦେଶଗୁଡ଼ିକ ବିଷୟରେ ଦର୍ଶନ ସମୂହ
12 ଏକ ସ୍ୱର୍ଗୀୟ ବାଣୀ, ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ଏହି ବାର୍ତ୍ତା। ଏହା ହେଉଛି ସଦାପ୍ରଭୁଙ୍କର ବାର୍ତ୍ତା ଯିଏ କି ସ୍ୱର୍ଗକୁ ବିସ୍ତାର କରିଅଛନ୍ତି ଏବଂ ପୃଥିବୀକୁ ସ୍ଥାପନ କରିଅଛନ୍ତି। ସେ ହେଉଛନ୍ତି ଜଣେ ଯିଏ କି ମନୁଷ୍ୟମାନଙ୍କ ମଧ୍ୟରେ ନିଶ୍ୱାସପ୍ରଶ୍ୱାସ ସ୍ଥାପନ କରିଅଛନ୍ତି। 2 “ଦେଖ, ଦେଶସମୂହ ପ୍ରତି ଯିରୁଶାଲମକୁ ଏକ ପାନପାତ୍ର ସଦୃଶ ଆମ୍ଭେ ନିର୍ମାଣ କରିବା। ଯିହୁଦା ଓ ଯିରୁଶାଲମ ଅବରୋଧ ହୋଇ ରହିବ। 3 କିନ୍ତୁ ଆମ୍ଭେ ଯିରୁଶାଲମକୁ ସମସ୍ତ ଦେଶ ପାଇଁ ଏକ ଭାରି ପଥର କରିବା। ଯେଉଁମାନେ ତାକୁ ଉଠାଇବେ, ସେମାନେ ଆଘାତପ୍ରାପ୍ତ ହେବେ। ସେହି ଲୋକମାନେ ପ୍ରକୃତରେ କ୍ଷତବିକ୍ଷତ ହେବେ। କାରଣ ପୃଥିବୀର ସମଗ୍ର ଗୋଷ୍ଠୀ ଯିରୁଶାଲମ ବିରୁଦ୍ଧରେ ଏକତ୍ରିତ ହେବେ। 4 ସଦାପ୍ରଭୁ କୁହନ୍ତି, ସେଦିନ ଆମ୍ଭେ ପ୍ରତ୍ୟେକ ଅଶ୍ୱକୁ ଭୟଭୀତ କରାଇବା ଏବଂ ଅଶ୍ୱାରୋହୀର ମତିଭ୍ରମ ହେବ। ଆମ୍ଭେ ଦେଶମାନଙ୍କର ସମସ୍ତ ଅଶ୍ୱକୁ ଅନ୍ଧ କରିଦେବା, ମାତ୍ର ମୋର ଚକ୍ଷୁ ଖୋଲା ରହିବ ଏବଂ ଯିହୁଦା ଉପରେ ମୋର ସତର୍କ ଦୃଷ୍ଟି ରହିବା 5 ଯିହୁଦାର ପରିବାରର ନେତାଗଣ ଲୋକମାନଙ୍କୁ ଉତ୍ସାହିତ କରିବେ। ସେମାନେ କହିବେ, ‘ଯିରୁଶାଲମର ଲୋକମାନେ ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱରଙ୍କଠାରେ ଆସ୍ଥା ରଖନ୍ତି।’ 6 ସେହି ଦିନ ଯିହୁଦା ପରିବାରର ନେତାଗଣଙ୍କୁ ଆମ୍ଭେ ଗଛ ମଧ୍ୟରେ ଜଳନ୍ତା ପାତ୍ର ପରି କରିବା ଏବଂ କଟା ହୋଇଥିବା ନୂତନ ଶସ୍ୟ ମଧ୍ୟରେ ଏକ ଜଳନ୍ତା ମଶାଲ ସଦୃଶ କରିବା। ସେମାନେ ତାଙ୍କ ବାମ ଓ ଦକ୍ଷିଣରେ ଥିବା ଲୋକମାନଙ୍କୁ ଧ୍ୱଂସ କରିବେ କିନ୍ତୁ ଯିରୁଶାଲମ ତା’ର ସ୍ଥାନରେ ଅକ୍ଷତ ରହିବ।”
7 ସଦାପ୍ରଭୁ ସର୍ବପ୍ରଥମେ ଯିହୁଦାର ତମ୍ବୁଗୁଡ଼ିକୁ ରକ୍ଷା କରିବେ। ସେ ଏପରି କରିବେ ଯଦ୍ଦ୍ୱାରା ଦାଉଦଙ୍କ ଗୃହର ସମ୍ମାନ ଏବଂ ଯିରୁଶାଲମର ପରାକ୍ରମ ଯିହୁଦାର ଗୌରବଠାରୁ ଅଧିକ ହେବ ନାହିଁ। 8 ସେହି ଦିନ ସଦାପ୍ରଭୁ ପୁନର୍ବାର ଯିରୁଶାଲମର ଲୋକମାନଙ୍କୁ ସୁରକ୍ଷା ଦେବେ। ଏପରିକି ସବୁଠାରୁ ଦୁର୍ବଳ ବ୍ୟକ୍ତି ମଧ୍ୟ ସେହି ଦିନ ଦାଉଦଙ୍କ ପରି ହେବ। ସେହି ଦିନ ଆଉ ମଧ୍ୟ ଦାଉଦଙ୍କ ପରିବାର ଲୋକ ଦେବତାଗଣଙ୍କ ପରି ଓ ସଦାପ୍ରଭୁଙ୍କ ଦୂତପରି ତାଙ୍କ ସମ୍ମୁଖରେ ହେବେ।
9 ସଦାପ୍ରଭୁ କୁହନ୍ତି, “ସେହି ଦିନ ଯେଉଁ ଦେଶ ଯିରୁଶାଲମ ବିରୁଦ୍ଧରେ ଆସିବ ଆମ୍ଭେ ତାକୁ ଧ୍ୱଂସ କରିବା। 10 ଆମ୍ଭେ ଦାଉଦ ପରିବାର ଓ ଯିରୁଶାଲମ ନିବାସୀଙ୍କ ଉପରେ ଦୟା ଓ ବିନତିର ଆତ୍ମା ବୃଷ୍ଟି କରିବା। ସେମାନେ ଆମ୍ଭକୁ ଦେଖିବେ, ଯାହାକୁ ସେମାନେ ବିଦ୍ଧ କଲେ। ଏବଂ ସେମାନେ ଶୋକ କରିବେ। ସେମାନେ ଏପରି ଶୋକ କରିବେ ଯେ, ନିଜର ଏକମାତ୍ର ପୁତ୍ରର ମୃତ୍ୟୁରେ ଜଣେ ଯେପରି ଶୋକ କରେ। ସେମାନେ ବ୍ୟାକୁଳ ହୋଇ କାନ୍ଦିବେ, ଯେପରି ଜଣେ ଜ୍ୟେଷ୍ଠପୁତ୍ରର ମୃତ୍ୟୁରେ କାନ୍ଦନ୍ତି। 11 ସେହି ଦିନ, ଯିରୁଶାଲମରେ ଶୋକ ହେବ, ଏପରି ମହାନ ଶୋକ ଯେପରିକି ହଦଦ୍-ରିମ୍ମୋଣ ମଗିଦ୍ଦୋନର ଉପତ୍ୟକାରେ ହୋଇଥିଲା। 12 ସମଗ୍ର ଦେଶ ଶୋକ କରିବ, ପ୍ରତ୍ୟେକ ପରିବାର ନିଜେ ନିଜେ ଶୋକ କରିବେ। ଦାଉଦ ପରିବାରର ଲୋକମାନେ ନିଜେ ନିଜେ, ଏବଂ ସେମାନଙ୍କର ସ୍ତ୍ରୀମାନେ ନିଜେ ନିଜେ, ନାଥନ୍ ବଂଶର ଲୋକମାନେ ନିଜେ ନିଜେ ଏବଂ ସେମାନଙ୍କର ସ୍ତ୍ରୀମାନେ ନିଜେ ନିଜେ ଶୋକ କରିବେ। 13 ଲେବୀ ପରିବାରର ନିଜେ ନିଜେ ଏବଂ ସେମାନଙ୍କର ସ୍ତ୍ରୀଲୋକମାନେ ନିଜେ ନିଜେ, ଶିମିୟିର ପରିବାରମାନେ ନିଜେ ନିଜେ ଶୋକ କରିବେ ଏବଂ ତାଙ୍କର ସ୍ତ୍ରୀମାନେ ନିଜେ ନିଜେ ଶୋକ କରିବେ। 14 ଏବଂ ଅନ୍ୟ ସମସ୍ତ ବଞ୍ଚିତ ପରିବାର ନିଜେ ନିଜେ, ପ୍ରତ୍ୟେକ ପରିବାରବର୍ଗ ଏକା ଏବଂ ସେମାନଙ୍କର ସ୍ତ୍ରୀମାନେ ନିଜେ ନିଜେ ଶୋକ କରିବେ।”
ଏକ ହଜାର ବର୍ଷ
20 ତା’ପରେ ମୁଁ ସ୍ୱର୍ଗରୁ ଜଣେ ସ୍ୱର୍ଗଦୂତଙ୍କୁ ଓହ୍ଲାଇବାର ଦେଖିଲି। ତାହାଙ୍କ ପାଖରେ ପାତାଳର ଅତଳ ଗହ୍ୱରର ଗ୍ଭବି ଥିଲା। ତାହାଙ୍କ ହାତରେ ଗୋଟିଏ ବଡ଼ ଶିକୁଳି ଥିଲା। 2 ସ୍ୱର୍ଗଦୂତ ସେହି ବିଶାଳକାୟ ପୁରୁଣା ସାପକୁ ଧରିପକାଇଲେ। ସେହି ସାପ ହେଉଛି ଶୟତାନ। ଦୂତ ତାହାକୁ ଏକହଜାର ବର୍ଷ ପର୍ଯ୍ୟନ୍ତ ଶିକୁଳିରେ ବାନ୍ଧି ଦେଲେ। 3 ସେ ତାହାକୁ ଗଭୀରତମ ଗହ୍ୱରରେ ଫୋପାଡ଼ି ଦେଲେ ଓ ତାହାକୁ ବନ୍ଦ କରିଦେଲେ। ଦୂତ ସେହି ଗହ୍ୱରକୁ ବନ୍ଦ କରି ମୁଦ୍ରା ବସାଇଲେ, ଯେପରି ସେ ହଜାରବର୍ଷ ପୂର୍ଣ୍ଣ ହେବାପର୍ଯ୍ୟନ୍ତ ଲୋକମାନଙ୍କୁ ଭ୍ରାନ୍ତ କରି ପାରିବ ନାହିଁ। ଏକ ହଜାର ବର୍ଷ ପରେ ତାହାକୁ ଖୁବ୍ ଅଳ୍ପ ସମୟ ପାଇଁ ମୁକ୍ତ କରାଯିବ।
4 ତା’ପରେ ମୁଁ କେତୋଟି ସିଂହାସନ ଓ ତା’ଉପରେ ଲୋକମାନଙ୍କୁ ବସିଥିବାର ଦେଖିଲି। ସେହି ଲୋକମାନଙ୍କୁ ବିଗ୍ଭର କରିବାର ଶକ୍ତି ଦିଆଯାଇଥିଲା। ଯୀଶୁଙ୍କ ପାଇଁ ସାକ୍ଷୀ ହେବା ଓ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କରିବା ହେତୁ ଯେଉଁମାନଙ୍କୁ ମାରି ଦିଆଯାଇଥିଲା, ମୁଁ ସେହି ଲୋକମାନଙ୍କର ଆତ୍ମାକୁ ଦେଖିଲି। ସେହି ଲୋକମାନେ ପଶୁକୁ କିମ୍ବା ତାହାର ପ୍ରତିମାକୁ ପୂଜା କରି ନ ଥିଲେ। ସେମାନେ ତାହାଙ୍କ କପାଳରେ ବା ହାତରେ ସେହି ପଶୁର ଚିହ୍ନ ଧାରଣ କରି ନ ଥିଲେ। ସେମାନେ ପୁନର୍ବାର ଜୀବିତ ହେଲେ ଓ ଖ୍ରୀଷ୍ଟଙ୍କ ସହିତ ଏକହଜାର ବର୍ଷ ପର୍ଯ୍ୟନ୍ତ ଶାସନ କଲେ। 5 (ଅବଶିଷ୍ଟ ମୃତ ଲୋକମାନେ ଏକହଜାର ବର୍ଷ ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ବଞ୍ଚି ଉଠିଲେ ନାହିଁ।)
ଏହା ହିଁ ପ୍ରଥମ ପୁନରୁତ୍ଥାନ। 6 ଏହି ପ୍ରଥମ ପୁନରୁତ୍ଥାନରେ ଯେଉଁମାନେ ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର। ଏମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି କ୍ଷମତା ନାହିଁ। ସେହି ଲୋକମାନେ ପରମେଶ୍ୱରଙ୍କର ଓ ଖ୍ରୀଷ୍ଟଙ୍କର ଯାଜକ ହେବେ। ସେମାନେ ତାହାଙ୍କ ସହିତ ଏକହଜାର ବର୍ଷ ପର୍ଯ୍ୟନ୍ତ ଶାସନ କରିବେ।
ଶୟତାନର ପରାଜୟ
7 ଏକ ହଜାର ବର୍ଷ ଶେଷ ହେବାପରେ ଶୟତାନକୁ ତା’ର ଗଭୀରତମ ଗହ୍ୱରର ବନ୍ଦୀଶାଳାରୁ ମୁକ୍ତି ମିଳିବ। 8 ସେ ପୃଥିବୀର ଗ୍ଭରି କୋଣକୁ ଯାଇ ସବୁ ଦେଶମାନଙ୍କୁ ଭ୍ରାନ୍ତ କରିବ, ଓ ସେହି ସମୁଦ୍ରର ବାଲି ପରି ଅସଂଖ୍ୟ ଗୋଗ୍ ଓ ମାଗୋଗ୍ଙ୍କୁ ଏକତ୍ର କରି ଯୁଦ୍ଧ କରିବାକୁ ବାହାରିବ।
9 ଶୟତାନର ସେନାବାହିନୀ ପୃଥିବୀର ପ୍ରତ୍ୟେକ ସ୍ଥାନକୁ ଯାଇ ପରମେଶ୍ୱରଙ୍କର ଲୋକମାନଙ୍କ ଶିବିରଗୁଡ଼ିକୁ ଓ ପରମେଶ୍ୱରଙ୍କ ପ୍ରିୟ ନଗରକୁ ଘେରିଗଲେ। କିନ୍ତୁ ସ୍ୱର୍ଗରୁ ଅଗ୍ନି ଆସିଲା ଓ ତା’ର ସେନାବାହିନୀକୁ ବିନାଶ କରିଦେଲା। 10 ସେତେବେଳେ ଶୟତାନ (ଯିଏ ସେହି ଲୋକମାନଙ୍କୁ ଭ୍ରାନ୍ତ କରିଥିଲା), ସେହି ପଶୁ ଓ ମିଥ୍ୟାବାଦୀ ଭବିଷ୍ୟଦ୍ବକ୍ତା ସହିତ ଗନ୍ଧକରେ ପ୍ରଜ୍ୱଳିତ ଅଗ୍ନିମୟ ହ୍ରଦ ମଧ୍ୟକୁ ନିକ୍ଷେପ କରାଗଲେ। ସେମାନେ ସେଠାରେ ଦିନରାତି ସବାସର୍ବଦା ପାଇଁ ଯନ୍ତ୍ରଣା ପାଇବେ।
ପୃଥିବୀର ଲୋକଙ୍କର ବିଗ୍ଭର
11 ତା’ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ୟକ୍ତିଙ୍କୁ ସେହି ସିଂହାସନରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଗ୍ଭଲିଗଲେ ଓ ଉଭେଇ ଗଲେ। 12 ମୁଁ ବଡ଼ଠାରୁ ସାନ ପର୍ଯ୍ୟନ୍ତ ମୃତବ୍ୟକ୍ତିଙ୍କୁ ସିଂହାସନ ସାମନାରେ ଠିଆ ହେବାର ଦେଖିଲି। ଜୀବନ ପୁସ୍ତକ ଖୋଲାଥିଲା। ସେଠାରେ ଅନ୍ୟ ପୁସ୍ତକଗୁଡ଼ିକ ମଧ୍ୟ ଖୋଲାଥିଲା। ମୃତ ଲୋକମାନଙ୍କର ନିଜ ନିଜ କର୍ମ ଅନୁସାରେ ବିଗ୍ଭର ହେଲା। ସେହି ପୁସ୍ତକଗୁଡ଼ିକରେ ଏସବୁ ବିଷୟ ଲେଖାଯାଇଥିଲା।
13 ସମୁଦ୍ର ଭିତରେ ଯେଉଁ ମୃତ ଲୋକମାନେ ଥିଲେ, ସେ ସେମାନଙ୍କୁ ଦେଇଦେଲା। ମୃତ୍ୟୁ ଓ ପାତାଳ ନିଜ ପାଖରେ ଥିବା ମୃତ ଲୋକମାନଙ୍କୁ ଦେଇଦେଲା, ପ୍ରତ୍ୟେକ ଲୋକକୁ ତା’ର କର୍ମଗୁଡ଼ିକ ଅନୁସାରେ ବିଗ୍ଭର କରାଗଲା। 14 ତା’ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦକୁ ନିକ୍ଷେପ କରାଗଲା। ଏହି ଅଗ୍ନିମୟ ହ୍ରଦ ଦ୍ୱିତୀୟ ମୃତ୍ୟୁ ଅଟେ। 15 ଯେଉଁ ଲୋକର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖାଗଲା ନାହିଁ, ତାହାକୁ ମଧ୍ୟ ଅଗ୍ନିମୟ ହ୍ରଦରେ ନିକ୍ଷେପ କରାଗଲା।
2010 by World Bible Translation Center