Old/New Testament
ଅବ୍ରାମଙ୍କର କିଣାନକୁ ପ୍ରତ୍ୟାବର୍ତ୍ତନ
13 ତେଣୁ ଅବ୍ରାମ ମିଶର ପରିତ୍ୟାଗ କଲେ। ସେ ତାଙ୍କର ସ୍ତ୍ରୀ ଓ ତାଙ୍କର ସବୁ ନିଜର ସମସ୍ତ ଜିନିଷ ଧରି ଲୋଟ ସହିତ ନେଗେଭକୁ ଯାତ୍ରା କଲେ। 2 ଅବ୍ରାମ ପଶୁ ଓ ସୁନାରୂପାରେ ଅତି ଧନବାନ ଥିଲେ।
3 ଅବ୍ରାମ ତାଙ୍କର ଯାତ୍ରା ଗ୍ଭଲୁ ରଖିଥିଲେ। ସେ ଦକ୍ଷିଣରୁ ବୈଥେଲ୍ ଆଡ଼କୁ ଗଲେ। ସେ ବୈଥେଲ୍ ଓ ଅୟର ମଧ୍ୟବର୍ତ୍ତୀ ଯେଉଁ ସ୍ଥାନରେ ପୂର୍ବେ ତାଙ୍କର ତମ୍ବୁ ସ୍ଥାପନ ହୋଇଥିଲା ସେହିଠାକୁ ଗଲେ। 4 ସେହି ସ୍ଥାନରେ ପୂର୍ବରୁ ଅବ୍ରାମ ଏକ ଯଜ୍ଞବେଦି ନିର୍ମାଣ କରିଥିଲେ। ତେଣୁ ସେଠାରେ ଅବ୍ରାମ ସଦାପ୍ରଭୁଙ୍କର ଉପାସନା କଲେ।
ଅବ୍ରାମ ଓ ଲୋଟଙ୍କର ବିଛିନ୍ନ
5 ସେହି ସମୟରେ ଲୋଟ ମଧ୍ୟ ଅବ୍ରାମଙ୍କ ସହିତ ଯାତ୍ରା କରୁଥିଲେ। ଲୋଟଙ୍କର ମଧ୍ୟ ମେଷ, ପଶୁପଲ ଓ ତମ୍ବୁ ଥିଲା। 6 ଅବ୍ରାମ ଓ ଲୋଟଙ୍କର ବହୁତ ପଶୁ ଓ ତମ୍ବୁମାନ ଥିବାରୁ ସେମାନେ ସେଠାରେ ଆଉ ଏକତ୍ର ବାସ କରିବା ଉପଯୋଗୀ ହେଲା ନାହିଁ। 7 ସେହି ସମୟରେ ସେଠାରେ କିଣାନୀୟ ଓ ପିରିଜୀୟ ଲୋକମାନେ ବାସ କରୁଥିଲେ। ଅବ୍ରାମଙ୍କର ଓ ଲୋଟଙ୍କର ମେଷପାଳକମାନଙ୍କ ମଧ୍ୟରେ ଝଗଡ଼ା ହେଲା।
8 ତେଣୁ ଅବ୍ରାମ ଲୋଟଙ୍କୁ କହିଲେ, “ତୁମ୍ଭ ଆମ୍ଭ ମଧ୍ୟରେ କଳହ ହେବା ଉଚିତ୍ ନୁହେଁ। ତୁମ୍ଭର ଲୋକ ଓ ମୋ’ ଲୋକ ମଧ୍ୟରେ କଳହ ହେବା ଠିକ୍ ନୁହେଁ କାରଣ ଆମ୍ଭେମାନେ ପରସ୍ପର ଭାଇ। 9 ଏହା ଉତ୍ତମ ଯେ, ଆମ୍ଭେ ଅଲଗା ଭାବରେ ବାସ କରିବା ଉଚିତ୍। ତୁମ୍ଭର ଇଚ୍ଛା ଅନୁସାରେ ତୁମ୍ଭେ ସ୍ଥାନ ବାଛ। ତୁମ୍ଭେ ଯଦି ଉତ୍ତରକୁ ଯିବ ତେବେ ମୁଁ ଦକ୍ଷିଣକୁ ଯିବି। ତୁମ୍ଭେ ଯଦି ଦକ୍ଷିଣକୁ ଯିବ ତେବେ ମୁଁ ଉତ୍ତରକୁ ଯିବି।”
10 ଲୋଟ ଯର୍ଦ୍ଦନ ନଦୀର ଉପତ୍ୟକା ଆଡ଼େ ନିରୀକ୍ଷଣ କଲେ। ଲୋଟ ଦେଖିଲେ ସେଠାରେ ବହୁତ ଜଳ ଥିଲା। ସଦାପ୍ରଭୁ ସଦୋମ ଓ ହମୋରାକୁ ଧ୍ୱଂସ କରିବା ପୂର୍ବରୁ ଏହା ଥିଲା। ସେହି ସମୟରେ ଯର୍ଦ୍ଦନ ଉପତ୍ୟକା ସୋୟର ପର୍ଯ୍ୟନ୍ତ ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନପରି ସଜଳ ଓ ମିଶର ଦେଶ ତୁଲ୍ୟ ଥିଲା। 11 ତେଣୁ ଲୋଟ ଯର୍ଦ୍ଦନ ଉପତ୍ୟକାକୁ ବାଛିଲେ। ଏହି ଦୁଇ ଲୋକ ଅଲଗା ହୋଇଗଲେ ଓ ଲୋଟ ପୂର୍ବଦିଗକୁ ଯାତ୍ରା କଲେ। 12 ଅବ୍ରାମ କିଣାନୀୟଙ୍କ ଦେଶରେ ରହିଲେ ଏବଂ ଲୋଟ ଉପତ୍ୟକା ନଗରୀରେ ବାସ କଲେ। ଲୋଟ ଅଧିକରୁ ଅଧିକ ସଦୋମ ପାଖକୁ ତାଙ୍କର ଛାଉଣିକୁ ନେଇଗଲେ। 13 ସଦୋମର ଲୋକମାନେ ମନ୍ଦ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ ଅତି ପାପିଷ୍ଠ ଥିଲେ।
14 ଲୋଟ ଗଲାପରେ, ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ଚତୁର୍ପାର୍ଶ୍ୱକୁ ଦେଖ, ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ ଦେଖ। 15 ଯେଉଁ ସମସ୍ତ ଭୂମି ତୁମ୍ଭ ସମ୍ମୁଖରେ ତୁମ୍ଭେ ଚିରଦିନ ଦେଖୁଛ, ମୁଁ ତାହା ତୁମ୍ଭଙ୍କୁ ଓ ତୁମ୍ଭର ବଂଶଧରଙ୍କୁ ଦେବି। 16 ପୃଥିବୀରେ ଧୂଳିପରି ମୁଁ ତୁମ୍ଭର ବଂଶ ବୃଦ୍ଧି କରାଇବି। ଯଦି କେହି ପୃଥିବୀର ଧୂଳି ଗଣିପାରେ ତେବେ ସେ ତୁମ୍ଭର ବଂଶର ଲୋକମାନଙ୍କୁ ଗଣି ପାରିବ। 17 ତେଣୁ ତୁମ୍ଭେମାନେ ଯାଅ ଏବଂ ସମସ୍ତ ଦେଶରେ ଭ୍ରମଣ କର। ବର୍ତ୍ତମାନ ମୁଁ ଏହା ତୁମ୍ଭକୁ ଦେଲି।”
18 ତେଣୁ ଅବ୍ରାମ ତାଙ୍କର ତମ୍ବୁକୁ ସ୍ଥାନାନ୍ତର କଲେ। ସେ ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନବୃକ୍ଷମୂଳକୁ ଯାଇ ସେଠାରେ ବାସ କଲେ। ସେହି ସ୍ଥାନରେ ଅବ୍ରାମ ସଦାପ୍ରଭୁଙ୍କର ଉପାସନା ପାଇଁ, ଗୋଟିଏ ଯଜ୍ଞବେଦି ସ୍ଥାପନ କଲେ।
ଲୋଟ ବନ୍ଦୀ ହେଲେ
14 ଶିନିୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରିୟୋକ ରାଜା ଥିଲେ। କଦର୍ଲାୟୋମର ଇଲାମର ରାଜା ଥିଲେ ଓ ଗୋୟିମର ତିଦିୟଲର ରାଜା ଥିଲେ। 2 ଏହି ସମସ୍ତ ରାଜାଗଣ ମିଳିତଭାବେ ସଦୋମର ରାଜା ବିରା, ହମୋରାର ରାଜା ବିର୍ଶା, ଅଦ୍ମାର ରାଜା ଶିନାବ୍ ଓ ସବୋୟିମର ରାଜା ଶିମେବର ଓ ବିଲାର, ସୋୟରର ରାଜାଙ୍କ ସହିତ ଯୁଦ୍ଧ କଲେ।
3 ଏହି ସମସ୍ତ ରାଜାମାନେ ସେମାନଙ୍କର ସୈନ୍ୟମାନଙ୍କୁ ସୀଦ୍ଦୀମ ଉପତ୍ୟକାରେ ଉପସ୍ଥିତ କରାଇଲେ। ସେହି ସୀଦ୍ଦୀମ ଉପତ୍ୟକା ବର୍ତ୍ତମାନ ଲବଣ ସମୁଦ୍ର। 4 ଏହି ରାଜାମାନେ ବାରବର୍ଷ ପର୍ଯ୍ୟନ୍ତ କଦର୍ଲାୟୋମର ରାଜାଙ୍କର ବଶୀଭୂତ ରହି ତ୍ରୟୋଦଶ ବର୍ଷରେ ତାଙ୍କର ବିଦ୍ରୋହି ହୋଇଥିଲେ। 5 ଏହିପରି ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ଯେଉଁ ରାଜାମାନେ ତାଙ୍କ ସହିତ ଥିଲେ ଆସି ଅସ୍ତରୋତ୍କର୍ଣ୍ଣୟିମରେ ରଫାୟୀମ ଲୋକମାନଙ୍କୁ ଏବଂ ହମରେ ସୁଷୀୟ ଲୋକମାନଙ୍କୁ ପରାସ୍ତ କଲେ। ଶବିକିରିୟାଥୟିମରେ ଏମୀୟ ଲୋକମାନଙ୍କୁ ପରାସ୍ତ କଲେ। 6 ପ୍ରାନ୍ତର ନିକଟସ୍ଥ ଏଲ୍ପାରଣ ପର୍ଯ୍ୟନ୍ତ ସେୟୀର ପର୍ବତ ନିବାସୀ ହୋରୀୟ ଲୋକମାନଙ୍କୁ ଜୟ କଲେ। 7 ଏହା ପରେ ରାଜା କଦର୍ଲାୟୋମଠାରୁ ଫେରି ଐଣ୍ମିସ୍ପଟ୍ ଅର୍ଥାତ କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଏବଂ ହତ୍-ସସୋନ୍ ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।
8 ସେହି ସମୟରେ ସଦୋମର ରାଜା, ହମୋରାର ରାଜା, ଅଦ୍ମାର ରାଜା, ସବୋୟିମର ରାଜା ଓ ବଲାର ଅର୍ଥାତ୍ ସୋୟର ରାଜା ଏହି ପାଞ୍ଚ ରାଜା ଏବଂ ତାଙ୍କର ସୈନ୍ୟଗଣ ଏକତ୍ରିତ ହେଲେ। ସେମାନେ ସୀଦ୍ଦୀମ ଉପତ୍ୟକାକୁ ଯୁଦ୍ଧ କରିବାକୁ ଗଲେ। 9 ସେମାନେ ଏଲମର ରାଜା କଦର୍ଲାୟୋମର ଓ ଗୋୟିମର ତିଦିୟଲର ରାଜା ଓ ଶିନିୟରର ଅମ୍ରାଫଲ୍ର ରାଜା ଓ ଇଲ୍ଲାସରର ରାଜା। ଏହି ଗ୍ଭରି ଜଣ ରାଜା ପାଞ୍ଚ ରାଜାଙ୍କ ବିରୁଦ୍ଧରେ ଯୁଦ୍ଧ କଲେ।
10 ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଗାତ ଥିଲା ସଦୋମର ରାଜା ଓ ଗମୋରାର ରାଜା ପଳାୟନ କଲାବେଳେ ସେଠାରେ ପଡ଼ିଗଲେ ଏବଂ ଅବଶିଷ୍ଟ ସୈନ୍ୟମାନେ ପର୍ବତକୁ ପଳାଇ ଗଲେ।
11 ଏଥିପାଇଁ ସେମାନେ ସଦୋମ ଓ ହମୋରାର ସମସ୍ତ ସମ୍ପତ୍ତି ଏବଂ ଭକ୍ଷ୍ୟ ଲୁଟିନେଇ ପଳାଇଗଲେ। 12 ଅବ୍ରାମଙ୍କର ଭାତୃ ପୁତ୍ର ଲୋଟ ସଦୋମରେ ବାସ କରୁଥିଲେ ଏବଂ ଶତ୍ରୁମାନେ ତାହାକୁ ବନ୍ଦୀ କଲେ। ଏବଂ ଶତ୍ରୁଗଣ ତାଙ୍କର ସମସ୍ତ ସମ୍ପତ୍ତି ଲୁଟି ନେଲେ। 13 ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଗ୍ଭର ଦେଲା। ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେରର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷମୂଳେ ବାସ କରୁଥିଲେ। ସେମାନେ ମଧ୍ୟ ଅବ୍ରାମଙ୍କର ସହାୟ ଥିଲେ।
ଅବ୍ରାମ ଲୋଟଙ୍କୁ ଉଦ୍ଧାର କଲେ
14 ଯେତେବେଳେ ଅବ୍ରାମ ନିଜର ଜ୍ଞାତି ଧରା ହୋଇ ଯିବାର ସମାଗ୍ଭର ଶୁଣିଲେ। ଅବ୍ରାମ ତାଙ୍କର ସମସ୍ତ ପରିବାରକୁ ଏକତ୍ରିତ କଲେ। ସେଠାରେ 318 ଜଣ ତାଲିମପ୍ରାପ୍ତ ସୈନିକ ଥିଲେ। ଅବ୍ରାମ ସେ ଶତ୍ରୁମାନଙ୍କ ପଛେ ପଛେ ଗୋଡ଼େଇ ଗୋଡ଼େଇ ଦାନ୍ ନଗର ପର୍ଯ୍ୟନ୍ତ ଗଲେ। 15 ସେହି ରାତ୍ରିରେ ସିଏ ଓ ତାଙ୍କର ସୈନ୍ୟମାନେ ସମସ୍ତେ ମିଶି ତାଙ୍କର ଶତ୍ରୁମାନଙ୍କ ବିରୁଦ୍ଧରେ ଅତର୍କିତ ଆକ୍ରମଣ କଲେ। ସେମାନେ ତାଙ୍କୁ ପରାସ୍ତ କରି ଗୋଡ଼େଇ ଗୋଡ଼େଇ ଦମ୍ମେସକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ଗୋଡ଼ାଇଲେ। 16 ଏହା ପରେ ସେ ତାଙ୍କର ଭାତୃପୁତ୍ର ଲୋଟ ତାଙ୍କର ସମ୍ପତ୍ତି ପୁଣି ସ୍ତ୍ରୀଗଣ ଏବଂ ସୈନ୍ୟଗଣଙ୍କୁ ବାହୁଡ଼ାଇ ଆଣିଲେ।
17 ତା’ପରେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜାଗଣଙ୍କୁ ଜୟ କରି ବାହୁଡ଼ିବା ପରେ ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍ ରାଜାର ପଦାକୁ ଗମନ କଲେ।
ମଲ୍କୀଷେଦକ
18 ଶାଲମର ରାଜା ମଲ୍କୀଷେଦକ ଅବ୍ରାମଙ୍କୁ ସାକ୍ଷାତ କରିବା ପାଇଁ ଗଲେ। ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ। ମଲ୍କୀଷେଦକ ରୋଟୀ ଓ ଦ୍ରାକ୍ଷାରସ ଘେନି ଆସିଲେ। 19 ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ,
“ଅବ୍ରାମ ସ୍ୱର୍ଗ ଓ ପୃଥିବୀର ଅଧିକାରୀ
ସର୍ବୋପରିସ୍ଥ ପରମେଶ୍ୱରଙ୍କର ଆଶୀର୍ବାଦ ପ୍ରାପ୍ତ ହୁଅନ୍ତୁ।
20 ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହୁଅନ୍ତୁ
ଯିଏ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ଦେଲେ।”
ଏବଂ ଅବ୍ରାମ ଯୁଦ୍ଧରୁ ନେଇଥିବା ସବୁ ଦ୍ରବ୍ୟର ଏକ ଦଶମାଂଶ ତାଙ୍କୁ ଦେଲେ। 21 ଏହା ପରେ ସଦୋମର ରାଜା ଅବ୍ରାମଙ୍କୁ କହିଲେ, “ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ ମାତ୍ର ମନୁଷ୍ୟସକଳ ଆମ୍ଭକୁ ଦିଅ।”
22 କିନ୍ତୁ ଅବ୍ରାମ ସଦୋମର ରାଜାଙ୍କୁ ଉତ୍ତର ଦେଇ କହିଲେ, “ମୁଁ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ, 23 ମୁଁ ପ୍ରତିଜ୍ଞା କରିଛି ଯେ ମୁଁ ତୁମ୍ଭର କିଛି ରଖିବି ନାହିଁ। ଏପରିକି ତୁମ୍ଭ ପାଖରେ ଥିବା ସୂତା କିମ୍ବା ଜୋତାର ବନ୍ଧନୀ ମଧ୍ୟ ନେବି ନାହିଁ। ମୁଁ ତୁମ୍ଭକୁ କହିବାକୁ ଗ୍ଭହେଁ ନାହିଁ, ‘ମୁଁ ଅବ୍ରାମଙ୍କୁ ଧନି କରିଛି।’ 24 କେବଳ ମୋର ଯୁବକମାନେ ଯାହା ଭୋଜନ କରିଅଛନ୍ତି ତାହା ନେବି। ପୁଣି ମୋହର ଯେଉଁ ସହାୟକଗଣ ମୋ’ ସଙ୍ଗରେ ଯାଇଥିଲେ ସେମାନେ ଅର୍ଥାତ୍ ଆନେର ଇଷ୍କୋଲ ଓ ମମ୍ରି ଆପଣା ଆପଣା ପ୍ରାପ୍ୟ ଗ୍ରହଣ କରନ୍ତୁ।”
ପରମେଶ୍ୱରଙ୍କର ଅବ୍ରାମଙ୍କ ସହିତ ଚୁକ୍ତି
15 ଏହିସବୁ ଘଟିଯିବା ପରେ ସଦାପ୍ରଭୁଙ୍କର ବାକ୍ୟ ଦର୍ଶନରେ ଅବ୍ରାମ ନିକଟକୁ ଆସିଲା। ଏହା କହି, “ହେ ଅବ୍ରାମ ଭୟ କର ନାହିଁ। ମୁଁ ତୁମ୍ଭର ଢାଲ। ମୁଁ ତୁମ୍ଭକୁ ମହାପୁରସ୍କାର ଦେବି।”
2 କିନ୍ତୁ ଅବ୍ରାମ କହିଲେ, “ସଦାପ୍ରଭୁ ପରମେଶ୍ୱର, ମୋତେ ପୁରସ୍କାର ଦେଇ କ’ଣ ଭଲ ହେବ? ମୁଁ ସନ୍ତାନ ବିନା ମରିବାକୁ ଯାଉଛି। ସେଥିପାଇଁ ଦମ୍ମେସକର ମୋର ମୁଖ୍ୟ ସେବକ ଇଲିୟେଜର ମୋର ସମ୍ପତ୍ତି ଅଧିକାର କରିବ।” 3 ପୁଣି ଅବ୍ରାମ କହିଲେ, “ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ। ସେଥିପାଇଁ ମୋ’ ଗୃହର ଜଣେ ସଦସ୍ୟ ମୋର ଉତ୍ତରାଧିକାରୀ ହେବ।”
4 ତା’ପରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ଦେଖ ସେହି ଦାସଟି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ। ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।”
5 ଏହା ପରେ ପରମେଶ୍ୱର ତାଙ୍କୁ ବାହାରକୁ ନେଲେ ଓ କହିଲେ, “ଊର୍ଦ୍ଧ୍ୱରେ ଆକାଶକୁ ଦେଖ ଏବଂ ତାରାଗଣ ଗଣନା କର, ତୁମ୍ଭେ ଯଦି ତାକୁ ଗଣନା କରି ପାରିବ।” ଏବଂ ସେ ମଧ୍ୟ କହିଲେ, “ତୁମ୍ଭର ବଂଶଧର ତାରାଗଣ ପରି ବହୁସଂଖ୍ୟକ ହେବେ।”
6 ଅବ୍ରାମ ସଦାପ୍ରଭୁଙ୍କୁ ବିଶ୍ୱାସ କଲେ ଏବଂ ପରମେଶ୍ୱର ତାଙ୍କର ବିଶ୍ୱାସକୁ ଧାର୍ମିକତାର କାର୍ଯ୍ୟ ବୋଲି ବିବେଚନା କଲେ। 7 ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ମୁଁ ସେହି ସଦାପ୍ରଭୁ, ଯିଏ ତୁମ୍ଭମାନଙ୍କୁ କଲଦୀୟମାନଙ୍କର ଊରଠାରୁ ଏହି ଦେଶ ତୁମ୍ଭକୁ ଦେବା ପାଇଁ ବାହାର କରି ଆଣିଲି।”
8 କିନ୍ତୁ ଅବ୍ରାମ କହିଲେ, “ହେ ସଦାପ୍ରଭୁ, ମୋର ପ୍ରଭୁ ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି?”
9 ସଦାପ୍ରଭୁ ଉତ୍ତର ଦେଲେ, “ତୁମ୍ଭେ ଏକ ତିନି ବର୍ଷର ବାଛୁରି, ଗୋଟିଏ ତିନି ବର୍ଷର ମାଇ ଛେଳି, ଗୋଟିଏ ତିନି ବର୍ଷର ମେଣ୍ଢା, ଗୋଟିଏ କପୋତ ଏବଂ ଗୋଟିଏ ଯୁବା କପୋତ ମୋ’ ନିକଟକୁ ଆଣ।”
10 ସେ ସବୁକୁ ସେ ପରମେଶ୍ୱରଙ୍କ ନିକଟକୁ ଆଣିଲେ ଏବଂ ଦୁଇ ଖଣ୍ଡ କରି କାଟିଲେ, ଏବଂ ସେଗୁଡ଼ିକ ଦୁଇ ଧାଡ଼ିରେ ରଖି ପ୍ରତ୍ୟେକ ଅଧାର ଉପରେ ଆଉ ଅଧା ଯୁକ୍ତ ଚିହ୍ନ ଭାବରେ ରଖିଲେ। କିନ୍ତୁ ସେ ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ। 11 ଏହା ପରେ, ଅନ୍ୟ ବନ୍ୟ ପକ୍ଷୀ ସେହି ମୃତ ପ୍ରାଣୀଙ୍କ ଉପରେ ଝାମ୍ପ ମାରିଲେ ଏବଂ ଅବ୍ରାମ ସେମାନଙ୍କୁ ଘଉଡ଼ାଇ ଦେଲେ।
12 ଯେତେବେଳେ ସୂର୍ଯ୍ୟାସ୍ତ ହେଉଥିଲା ଅବ୍ରାମ ଘୋର ନିଦ୍ରାରେ ଶୋଇ ପଡ଼ିଲେ ଏବଂ ହଠାତ୍ ତାଙ୍କ ଉପରକୁ ଏକ ଭୟଙ୍କର ଅନ୍ଧକାର ଆସିଲା ଓ ସେ ଆତଙ୍କିତ ହୋଇଗଲେ। 13 ତା’ପରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଏ ବିଷୟରେ ନିଶ୍ଚିତ ହୋଇ ପାରିବ, ତୁମ୍ଭର ବଂଶଧର ବିଦେଶରେ ପ୍ରବାସୀ ହେବେ ଏବଂ କ୍ରୀତଦାସ ହେବେ ଏବଂ 400 ବର୍ଷ ପର୍ଯ୍ୟନ୍ତ କ୍ଳେଶ ଭୋଗ କରିବେ। 14 କିନ୍ତୁ ଯେଉଁ ଜାତିମାନେ ସେମାନଙ୍କୁ କ୍ରୀତଦାସ କରିବେ ସେମାନଙ୍କର ମୁଁ ବିଗ୍ଭର କରିବି ଏବଂ ତାହାପରେ ପ୍ରଚୁର ଧନ ସହିତ ସେମାନେ ସ୍ୱାଧୀନ ହେବେ।
15 “ତଥାପି ତୁମ୍ଭ ନିମନ୍ତେ, ତୁମ୍ଭେ ଶାନ୍ତିରେ ମରିବ ଏବଂ ତୁମ୍ଭର ପୂର୍ବପୁରୁଷଙ୍କ ସହିତ ମିଳିତ ହେବ ଏବଂ ତୁମ୍ଭେ ବହୁତ ବୃଦ୍ଧ ବୟସରେ କବର ପ୍ରାପ୍ତ ହେବ। 16 ପୁଣି ଏହି ଦେଶକୁ ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଫେରିବେ। କାରଣ ଯେଉଁ ଇମୋରୀୟମାନେ ଏଠାରେ ବାସ କରନ୍ତି, ସେମାନଙ୍କର ପାପ ଏପର୍ଯ୍ୟନ୍ତ ଶେଷ ହୋଇ ନାହିଁ।”
17 ସୂର୍ଯ୍ୟାସ୍ତ ପରେ, ଯେତେବେଳେ ଏହା ଘୋର ଅନ୍ଧକାର ହେଲା, ଏକ ଧୂଆଁ ବାହାରୁଥିବା ପାତ୍ର ଏବଂ ଜ୍ୱଳନ୍ତ ମଶାଲ ହଠାତ୍ ଦେଖାଗଲା ଏବଂ ତାହା ଦୁଇ ଧାଡ଼ିରେ ଥିବା ମୃତ ପଶୁଗୁଡ଼ିକର ଖଣ୍ଡସବୁ ମଧ୍ୟଦେଇ ଗଲା।
18 ସେହି ଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ଏକ ଚୁକ୍ତି କଲେ। ସେ କହିଲେ, “ମୁଁ ଏହି ଦେଶ ତୁମ୍ଭର ବଂଶଧରଙ୍କୁ ଦେଲି। ମିଶରୀୟ ନଦୀଠାରୁ ମହାନ ନଦୀ ଫରାତ୍ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭର ପରିବାରକୁ ମୁଁ ଦେଲି। 19 କେନୀୟମାନଙ୍କର, କନଜୀୟମାନଙ୍କର ଓ କଦ୍ମୋନୀୟମାନଙ୍କର ଭୂମି ଏହିସବୁ । 20 ହୀତ୍ତୀୟମାନଙ୍କର, ପରିଜୀୟମାନଙ୍କର ଓ ରଫାୟୀୟମାନଙ୍କର 21 ଇମୋରୀୟମାନଙ୍କର, କିଣାନୀୟମାନଙ୍କର, ଓ ଗିର୍ଗାଶୀୟମାନଙ୍କର ଓ ଯିବୂଷୀୟମାନଙ୍କର ଦେଶ ତୁମ୍ଭକୁ ଦେଲି।”
ଯୀଶୁ ଲୋକମାନଙ୍କୁ ଶିକ୍ଷା ଦିଅନ୍ତି(A)
5 ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକଙ୍କ ସଂଖ୍ୟା କ୍ରମଶଃ ବଢ଼ିବାକୁ ଲାଗିଲା, ଏହା ଦେଖି ଯୀଶୁ ଗୋଟିଏ ପାହାଡ଼ ଉପରକୁ ଗଲେ ଏବଂ ସେଠାରେ ବସିଲେ। ତାହାଙ୍କର ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ। 2 ଏଥର ଯୀଶୁ ସେମାନଙ୍କୁ ଉପଦେଶ ଦେବା ଆରମ୍ଭ କଲେ,
3 “ଆତ୍ମାରେ ଦିନହୀନ ଲୋକମାନେ ଧନ୍ୟ,
କାରଣ ସ୍ୱର୍ଗରାଜ୍ୟ ସେହିମାନଙ୍କର।
4 ବର୍ତ୍ତମାନ ଦୁଃଖିତ ଲୋକମାନେ ଧନ୍ୟ;
କାରଣ ପରମେଶ୍ୱର ସେମାନଙ୍କୁ ସାନ୍ତ୍ୱନା ଦେବେ।
5 ନମ୍ର ଓ ସୁଶୀଳ ଲୋକମାନେ ଧନ୍ୟ;
କାରଣ ଏ ପୃଥିବୀ ସେହିମାନଙ୍କର ହେବ।
6 ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ସତ୍କର୍ମ କରିବାକୁ ଆଗ୍ରହୀ ଲୋକମାନେ ଧନ୍ୟ,
କାରଣ ସେମାନେ ସମ୍ପୂର୍ଣ୍ଣ ତୃପ୍ତି ଲାଭ କରିବେ।
7 ଅନ୍ୟମାନଙ୍କୁ ଦୟା ଦେଖାଉଥିବା ଲୋକମାନେ ଧନ୍ୟ;
କାରଣ ପରମେଶ୍ୱର ସେହିମାନଙ୍କୁ ଦୟା କରିବେ।
8 ନିର୍ମଳ ହୃଦୟ ଥିବା ଲୋକମାନେ ଧନ୍ୟ;
କାରଣ ସେମାନେ ପରମେଶ୍ୱରଙ୍କୁ ଦେଖିବେ।
9 ଶାନ୍ତି ପାଇଁ କାମ କରୁଥିବା ଲୋକମାନେ ଧନ୍ୟ,
କାରଣ ସେମାନେ ପରମେଶ୍ୱରଙ୍କ ସନ୍ତାନ ଭାବେ ଡକାଯିବେ।
10 ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ଧର୍ମକାର୍ଯ୍ୟ କରି କଷ୍ଟ ସହୁଥିବା ଲୋକମାନେ ଧନ୍ୟ;
କାରଣ ସ୍ୱର୍ଗରାଜ୍ୟ ସେହିମାନଙ୍କର।
11 “ତୁମ୍ଭେମାନେ ମୋର ଅନୁଗାମୀ ହୋଇଥିବା ଯୋଗୁଁ ଲୋକେ ତୁମ୍ଭମାନଙ୍କୁ ଅପମାନ ଦେବେ, ତୁମ୍ଭମାନଙ୍କୁ ଯାତନା ଦେବେ ଓ ତୁମ୍ଭମାନଙ୍କ ବିରୁଦ୍ଧରେ ମିଛରେ ନାନା କଥା କହିବେ। କିନ୍ତୁ ତୁମ୍ଭେମାନେ ଧନ୍ୟ। 12 ତେଣୁ ଖୁସୀ ହୋଇ ଆନନ୍ଦ କର। କାରଣ ସ୍ୱର୍ଗରେ ତୁମ୍ଭେମାନେ ଏକ ମହତ୍ ପୁରସ୍କାର ପାଇବ। ତୁମ୍ଭର ପୂର୍ବବର୍ତ୍ତୀ ଭବିଷ୍ୟଦ୍ବକ୍ତାମାନଙ୍କୁ ମଧ୍ୟ ଲୋକମାନେ ଏହିଭଳି ଯାତନା ଦେଇଥିଲେ।
ତୁମ୍ଭେମାନେ ଲୁଣ ଓ ଆଲୋକ ପରି(B)
13 “ତୁମ୍ଭେମାନେ ସମଗ୍ର ପୃଥିବୀ ପାଇଁ ଲୁଣ ସଦୃଶ। କିନ୍ତୁ ଲୁଣ ଯଦି ନିଜେ ସ୍ୱାଦହୀନ ହୋଇଯାଏ, ତେବେ ତାକୁ ଆଉଥରେ ଲୁଣିଆ କରା ଯାଇ ନ ପାରେ। ଲୁଣ ଆପଣା ଲୁଣିଆ ସ୍ୱାଦ ହରାଇଲେ ଆଉ କୌଣସି କାମରେ ଲାଗିପାରିବ ନାହିଁ। ତାକୁ ବାହାରେ ଫିଙ୍ଗି ଦିଆଯିବ। ଲୋକେ ତାକୁ ପାଦରେ ଚକଟି ଗ୍ଭଲିଯିବେ।
14 “ତୁମ୍ଭେ ଜଗତର ଆଲୋକ। ପାହାଡ଼ ଉପରେ ଅବସ୍ଥିତ କୌଣସି ନଗରକୁ କେବେ ହେଲେ ଲୁଚେଇ ରଖାଯାଇ ପାରିବ ନାହିଁ। 15 ଲୋକେ ଦୀପଟିଏ ଜଳେଇ ତାକୁ ହାଣ୍ଡି ତଳେ ରଖନ୍ତି ନାହିଁ। ଲୋକେ ତାକୁ ଦୀପରୂଖା ଉପରେ ରଖନ୍ତି। ତଦ୍ଦ୍ୱାରା ଦୀପଟି ଘର ଭିତରର ସବୁ ଲୋକଙ୍କୁ ଆଲୋକ ଦିଏ। 16 ଲୋକଙ୍କ ଆଗରେ ତୁମ୍ଭେମାନେ ଆଲୋକ ଭଳି ପ୍ରକାଶିତ ହୁଅ। ସେମାନେ ତୁମ୍ଭର ଭଲ କାମଗୁଡ଼ିକ ଦେଖନ୍ତୁ ଓ ସ୍ୱର୍ଗରେ ରହୁଥିବା ତୁମ୍ଭ ପରମପିତାଙ୍କୁ ପ୍ରଶଂସା ଗାନକରନ୍ତୁ।
ଯୀଶୁ ଓ ପୁରାତନ ନିୟମର ଲେଖାସମୁହ
17 “ତୁମ୍ଭେମାନେ ଭାବ ନାହିଁ ଯେ ମୁଁ ମୋଶାଙ୍କ ବ୍ୟବସ୍ଥା କିଅବା ଭବିଷ୍ୟଦ୍ବକ୍ତାଙ୍କ ଶିକ୍ଷା ନଷ୍ଟ କରିବାକୁ ଆସିଛି। ମୁଁ ସେମାନଙ୍କ ଉପଦେଶ ନଷ୍ଟ କରିବାକୁ ଆସି ନାହିଁ। ବରଂ ମୁଁ ସେମାନଙ୍କ ଉପଦେଶଗୁଡ଼ିକର ସମ୍ପୂର୍ଣ୍ଣ ଅର୍ଥ ପ୍ରକାଶିତ କରିବାକୁ ଆସିଛି। 18 ମୁଁ ତୁମ୍ଭକୁ ସତ୍ୟ କହୁଛି, ଏ ପୃଥିବୀ ଓ ଆକାଶ ସମାପ୍ତ ନ ହେବା ପର୍ଯ୍ୟନ୍ତ ଓ ସବୁ କଥା ନ ଘଟିବା ପର୍ଯ୍ୟନ୍ତ ଏହି ନିୟମରୁ ଅକ୍ଷରଟିଏ କି ବିନ୍ଦୁଟିଏ ହେଲେ ମଧ୍ୟ ଲୋପ ପାଇବ ନାହିଁ।
19 “ଏଣୁ ଲୋକେ ପ୍ରତ୍ୟେକ ଆଦେଶ ମାନିବା ଉଚିତ୍, ଏପରିକି ମହତ୍ତ୍ୱପୂର୍ଣ୍ଣ ଦେଖା ଯାଉ ନ ଥିବା ଛୋଟ ଆଦେଶଟିଏ ମଧ୍ୟ ମାନିବା ଉଚିତ୍। ଯେଉଁ ଲୋକ ଆଦେଶ ପାଳିବାକୁ ମନାକରେ ଓ ଅନ୍ୟ ଲୋକଙ୍କୁ ଆଦେଶ ନ ପାଳିବାକୁ ମନ୍ତ୍ରଣା ଦିଏ, ସେ ସ୍ୱର୍ଗରାଜ୍ୟରେ ଅତି ନ୍ୟୁନ ବୋଲି ଗଣିତ ହେବ କିନ୍ତୁ ଯେଉଁ ଲୋକ ସେ ବ୍ୟବସ୍ଥା ମାନେ ଓ ଅନ୍ୟକୁ ମାନି ଚଳିବାକୁ ଶିଖାଏ, ସେ ସ୍ୱର୍ଗରାଜ୍ୟରେ ମହାନ୍ ହେବ। 20 ମୁଁ ତୁମ୍ଭକୁ କହୁଛି ଯେ, ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ଆଚରଣ କରି ତୁମ୍ଭେମାନେ ଧର୍ମଶାସ୍ତ୍ରୀ ଓ ଫାରୂଶୀ [a]ମାନଙ୍କଠାରୁ ଆଗେଇ ଯାଅ। ତା’ ନ ହେଲେ ତୁମ୍ଭେ ସ୍ୱର୍ଗରାଜ୍ୟରେ ପ୍ରବେଶ କରି ପାରିବ ନାହିଁ।
ଯୀଶୁ କ୍ରୋଧ ବିଷୟରେ ଶିକ୍ଷା ଦିଅନ୍ତି
21 “ତୁମ୍ଭେମାନେ ଶୁଣିଛ ଯେ, ଆମ୍ଭର ପୂର୍ବପୁରୁଷମାନଙ୍କୁ କୁହାଯାଇଥିଲା: ‘ନରହତ୍ୟା କର ନାହିଁ। [b] ଯେଉଁ ଲୋକ ନରହତ୍ୟା କରେ, ସେ ବିଗ୍ଭରସ୍ଥାନରେ ବିଗ୍ଭରିତ ହେବ।’ 22 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ଅନ୍ୟଉପରେ ରାଗ ନାହିଁ, କାରଣ ପ୍ରତ୍ୟେକ ଲୋକ ତୁମ୍ଭର ଭାଇ ପରି ଅଟେ। ତେଣୁ ଯଦି ତୁମ୍ଭେ ଅନ୍ୟ ଉପରେ ରାଗିବ, ତେବେ ତୁମ୍ଭେ ମଧ୍ୟ ବିଗ୍ଭରାଳୟରେ ବିଗ୍ଭରିତ ହେବ। ତୁମ୍ଭେମାନେ ଯଦି ଅନ୍ୟକୁ ଅପମାନ ଦେଇ ଖରାପ କଥା କୁହ, ତେବେ ତୁମ୍ଭକୁ ଯିହୂଦୀୟ ସର୍ବୋଚ୍ଚ ବିଗ୍ଭରାଳୟରେ [c] ବିଗ୍ଭରିତ ହେବାକୁ ହେବ। ଯଦି ଅନ୍ୟକୁ ମୂର୍ଖ ବୋଲି କୁହ, ତେବେ ତୁମ୍ଭକୁ ନର୍କର ନିଆଁ ଭିତରେ ପକାଇ ଦିଆଯିବ।
23 “ଯେତେବେଳେ ତୁମ୍ଭେମାନେ ପରମେଶ୍ୱରଙ୍କ ନିକଟକୁ ତୁମ୍ଭମାନଙ୍କର ନୈବେଦ୍ୟ ଦାନ ଆଣ, ସେତେବେଳେ ଅନ୍ୟ ଲୋକମାନଙ୍କ ବିଷୟ ଚିନ୍ତା କର। ଯଦି ବେଦୀ ଉପରେ ପରମେଶ୍ୱରଙ୍କୁ ନୈବେଦ୍ୟ ଦାନ ଦେବା ବେଳେ ତୁମ୍ଭର ମନେ ପଡ଼ିଯାଏ ଯେ, ତୁମ୍ଭ ବିରୁଦ୍ଧରେ କାହାର କିଛି କଥା ଅଛି, 24 ତେବେ ତୁମ୍ଭର ନୈବେଦ୍ୟ ଦାନ ସେହିଠାରେ ଛାଡ଼ି ଦେଇ ସେହି ଲୋକଟି ପାଖକୁ ଯାଅ ଏବଂ ତା’ ସହିତ ଶାନ୍ତି ସ୍ଥାପନ କରି, ତା’ପରେ ଆସି ତୁମ୍ଭର ନୈବେଦ୍ୟ ଦାନ ଅର୍ପଣ କର।
25 “ଯଦି ତୁମ୍ଭର ଶତ୍ରୁ ତୁମ୍ଭକୁ ବିଗ୍ଭରାଳୟକୁ ନେଇ ଯାଉଅଛି, ତେବେ ବିଗ୍ଭରାଳୟ ଯିବା ପୂର୍ବରୁ ତା’ ସହିତ ଶୀଘ୍ର ବନ୍ଧୁତା ସ୍ଥାପନ କର। ନଚେତ ତୁମ୍ଭର ଶତ୍ରୁ ବିଗ୍ଭରପତିଙ୍କ ହାତରେ ଦେଇଦେବ ଓ ଶେଷରେ ବିଗ୍ଭରପତି ତୁମ୍ଭକୁ ସିପାହୀ ହାତରେ ଦେବେ, ତା’ପରେ ତୁମ୍ଭେ କାରାଗାରରେ ବନ୍ଦୀ ହୋଇ ଯିବ। 26 ମୁଁ ତୁମ୍ଭକୁ ସତ୍ୟ କହୁଛି, ଯେଉଁ ପର୍ଯ୍ୟନ୍ତ ତୁମ୍ଭେ ପାହୁଲା-ପାହୁଲା କରି ନ ଶୁଝିଛ, ସେପର୍ଯ୍ୟନ୍ତ କାରାଗାର ଭିତରୁ ବାହାରି ଆସି ପାରିବ ନାହିଁ।
2010 by World Bible Translation Center