Print Page Options
Previous Prev Day Next DayNext

Old/New Testament

Each day includes a passage from both the Old Testament and New Testament.
Duration: 365 days
Oriya Bible: Easy-to-Read Version (ERV-OR)
Version
ଆଦିପୁସ୍ତକ 20-22

ଅବ୍ରହାମ ଗରାରକୁ ଗଲେ

20 ଏହା ପରେ ଅବ୍ରହାମ ସେଠାରୁ ଦକ୍ଷିଣ ଦେଶକୁ ଯାତ୍ରା କରି କାଦେଶ ଓ ଶୁରର ମଧ୍ୟସ୍ଥାନରେ ଥାଇ ଗରାରରେ ବାସ କଲେ। ଯେତେବେଳେ ଗରାରରେ ଥିଲେ, ଅବ୍ରହାମ ଲୋକମାନଙ୍କୁ କହିଲେ, ସାରା ହେଉଛି ତାଙ୍କର ଭଉଣୀ, ଗରାରର ରାଜା ଅବିମେଲକ୍ ଏ କଥା ଶୁଣିଲେ। ଅବିମେଲକ ସାରାଙ୍କୁ ଗ୍ଭହୁଁଥିଲେ। ତେଣୁ ସେ ତାଙ୍କୁ ଆଣିବା ପାଇଁ କେତେକ ଦାସକୁ ପଠାଇଲେ। କିନ୍ତୁ ଏକ ରାତିରେ, ପରମେଶ୍ୱର ଅବିମେଲକକୁ ସ୍ୱପ୍ନରେ କହିଲେ, “ତୁମ୍ଭେ ମରିବ, ତୁମ୍ଭେ ଯେଉଁ ସ୍ତ୍ରୀଲୋକକୁ ଆଣିଛ ସେ ବିବାହିତା।”

କିନ୍ତୁ ସେପର୍ଯ୍ୟନ୍ତ ଅବିମେଲକ ସାରା ସହିତ ସହବାସ କରି ନ ଥିଲେ। ତେଣୁ ଅବିମେଲକ କହିଲେ, “ତୁମ୍ଭେ କ’ଣ ଏକ ନିର୍ଦ୍ଦୋଷ ବ୍ୟକ୍ତିକୁ ହତ୍ୟା କରିବ? ଅବ୍ରହାମ ନିଜେ ମୋତେ କହିଲେ, ‘ଏହି ସ୍ତ୍ରୀ ମୋର ଭଉଣୀ’ ଏବଂ ସେହି ସ୍ତ୍ରୀ ମଧ୍ୟ କହିଲେ, ‘ଅବ୍ରହାମ ମୋର ଭାଇ’, ମୁଁ ନିର୍ଦ୍ଦୋଷ, ମୁଁ ଜାଣି ନ ଥିଲି। ନିର୍ଦ୍ଦୋଷତାରେ ମୁଁ ଏହି କାର୍ଯ୍ୟ କରିଛି।”

ଏହା ପରେ ପରମେଶ୍ୱର ଅବିମେଲକକୁ ସ୍ୱପ୍ନରେ କହିଲେ, “ହଁ, ମୁଁ ଜାଣେ ତୁମ୍ଭେ ନିର୍ଦ୍ଦୋଷ। ତେଣୁ ମୁଁ ତୁମ୍ଭକୁ ରକ୍ଷା କଲି। ମୁଁ ତୁମ୍ଭକୁ ମୋ’ ବିରୁଦ୍ଧରେ ପାପ କରିବାକୁ ଦେବି ନାହିଁ। ମୁଁ ତୁମ୍ଭକୁ ତାଙ୍କ ସହିତ ସହବାସ କରିବାକୁ ଦେଇ ନ ଥିଲି। ତେଣୁ ତୁମ୍ଭେ ଅବ୍ରହାମଙ୍କୁ ପୁନରାୟ ତାଙ୍କ ସ୍ତ୍ରୀଙ୍କୁ ତାଙ୍କୁ ଫେରାଇଦିଅ। ଅବ୍ରହାମ ଜଣେ ଭବିଷ୍ୟ‌ଦ୍‌ବକ୍ତା। ସେ ତୁମ୍ଭ ପାଇଁ ପ୍ରାର୍ଥନା କରିବ। ତୁମ୍ଭେ ବଞ୍ଚି ରହିବ। ତୁମ୍ଭେ ଯଦି ସାରାକୁ ନ ଫେରାଅ ତେବେ ମୁଁ ତୁମ୍ଭକୁ ପ୍ରତିଜ୍ଞା କରି କହୁଛି ତୁମ୍ଭେ ମରିବ। ଏବଂ ତୁମ୍ଭର ପରିବାର ତୁମ୍ଭ ସହିତ ମୃତ୍ୟୁବରଣ କରିବେ।”

ତେଣୁ ତା’ ପରଦିନ ପ୍ରଭାତରୁ ଅବିମେଲକ ତାଙ୍କର ଦାସମାନଙ୍କୁ ଡାକିଲେ ଏବଂ ତାଙ୍କର ସ୍ୱପ୍ନ ବିଷୟରେ କହିଲେ। ଦାସମାନେ ଭୟରେ ଥରିଲେ। ଏହା ପରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, “ତୁମ୍ଭେ କାହିଁକି ଆମ୍ଭ ପ୍ରତି ଏପରି କଲ? ମୁଁ ତୁମ୍ଭର ତ କିଛି ଦୋଷ କରି ନାହିଁ? ମୁଁ ତୁମ୍ଭ ପ୍ରତି କ’ଣ କରିଛି ଯେ, ମୋ’ ଦେଶ ପ୍ରତି ବିପଦ ଆଣିବାକୁ ତୁମ୍ଭେ ଇଚ୍ଛା କଲ? ତୁମ୍ଭର ମୋ’ ପ୍ରତି ଏପରି କରିବାର ନ ଥିଲା। 10 କାହିଁକି ତୁମ୍ଭେ ମୋ’ ପ୍ରତି ଏପରି ବ୍ୟବହାର କଲ?”

11 ଏହା ପରେ ଅବ୍ରହାମ କହିଲେ, “ଏଠାରେ କେହି ପରମେଶ୍ୱରଙ୍କୁ ଭୟ କରୁ ନାହିଁ ବୋଲି ମୁଁ ଜାଣିଲି। ମୁଁ ଭାବିଲି ଏଠାରେ କାଳେ କିଏ ମୋତେ ହତ୍ୟାକରି ସାରାକୁ ମୋ’ଠାରୁ ନେଇଯିବ। 12 ସେ ମୋର ସ୍ତ୍ରୀ, କିନ୍ତୁ ସେ ମଧ୍ୟ ମୋର ଭଉଣୀ। ସେ ହେଉଛି ମୋ’ ବାପାଙ୍କର ଏକ ଝିଅ। କିନ୍ତୁ ସେ ମୋ’ ମା’ର ଝିଅ ନୁହେଁ। 13 ପରମେଶ୍ୱର ମୋତେ ମୋର ପିତାଙ୍କ ଗୃହରୁ ଦୂରକୁ ଆଗେଇ ନେଲେ। ପରମେଶ୍ୱର ମୋତେ ଏକ ସ୍ଥାନରୁ ଅନ୍ୟ ସ୍ଥାନକୁ ବୁଲାଇଲେ। ଏପରି ଯେତେବେଳେ ହେଲା ମୁଁ ସାରାକୁ କହିଲି, ‘ଦୟାକରି ମୋ’ ପାଇଁ ଏହା କର! ଆମ୍ଭେ ଯେଉଁଠାକୁ ଯିବା, ତୁମ୍ଭେ ଲୋକମାନଙ୍କୁ କହିବ ମୁଁ ତୁମ୍ଭର ଭାଇ।’”

14 ତେଣୁ ଅବିମେଲକ ସାରାକୁ ଫେରାଇ ଦେଲେ। ଅବିମେଲକ ମଧ୍ୟ ତାଙ୍କୁ କିଛି ମେଷ, ଗାଈ, ଗୋରୁ ଏବଂ କିଛି ସେବକ ଓ ସେବିକାଗଣଙ୍କୁ ଦେଲେ। 15 ଏବଂ ଅବିମେଲକ କହିଲେ, “ତୁମ୍ଭ ଚତୁର୍ପାର୍ଶ୍ୱକୁ ଗ୍ଭହଁ ଏହା ମୋର ଭୂମି, ତୁମ୍ଭେ ଯେଉଁଠାରେ ଗ୍ଭହଁ ସେଠାରେ ରହିପାର।”

16 ଅବିମେଲକ ସାରାକୁ କହିଲେ, “ମୁଁ ତୁମ୍ଭର ଭାଇକୁ ସହସ୍ର ରୂପା ଖଣ୍ଡ ଦେଉଛି। ମୁଁ ଏପରି କରୁଛି କାରଣ ମୁଁ ଅନୁତପ୍ତ ଯେ ଯାହା କରିଛି ଭୁଲ୍ କରିଛି। ମୁଁ ଗ୍ଭହେଁ ପ୍ରତ୍ୟେକେ ଦେଖନ୍ତୁ ଓ ହୃ‌ଦ୍‌ବୋଧ କରନ୍ତୁ ଯେ, ମୁଁ ଠିକ୍ କରୁଛି ବୋଲି।”

17-18 ସଦାପ୍ରଭୁ ଅବିମେଲକଙ୍କର ସମସ୍ତ ସ୍ତ୍ରୀଙ୍କୁ ବନ୍ଧ୍ୟା କଲେ। ପରମେଶ୍ୱର ଏପରି କଲେ, କାରଣ ଅବିମେଲକ ଅବ୍ରହାମଙ୍କ ସ୍ତ୍ରୀ ସାରାଙ୍କୁ ନେଇଥିଲେ। କିନ୍ତୁ ଅବ୍ରହାମ ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ ଏବଂ ପରମେଶ୍ୱର ଅବିମେଲକ, ତାଙ୍କର ସମସ୍ତ ସ୍ତ୍ରୀଗଣଙ୍କୁ ଓ ଦାସୀଗଣଙ୍କୁ ଆରୋଗ୍ୟ କଲେ। ଏବଂ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ।

ଶେଷରେ ସାରା ଏକ ଶିଶୁକୁ ଜନ୍ମ ଦେଲେ

21 ସଦାପ୍ରଭୁ ସାରାଙ୍କଠାରେ କରିଥିବା ତାଙ୍କର ପ୍ରତିଜ୍ଞା ରକ୍ଷା କଲେ। ସେ ସାରାକୁ ଯାହା ପ୍ରତିଜ୍ଞା କରିଥିଲେ ତାଙ୍କ ପାଇଁ ସେପରି କଲେ। ସାରା ଗର୍ଭବତୀ ହୋଇ ଅବ୍ରହାମଙ୍କ ବାର୍ଦ୍ଧକ୍ୟ ଅବସ୍ଥାରେ ଏକ ଶିଶୁକୁ ଜନ୍ମ ଦେଲେ। ଏସବୁ ପରମେଶ୍ୱରଙ୍କ ନିରୂପିତ ସମୟରେ ଘଟିଲା। ସାରା ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ, ଏବଂ ଅବ୍ରହାମ ତାଙ୍କର ନାମକରଣ କରି ତା’ର ନାମ ଦେଲେ ଇ‌ସ୍‌ହାକ, ଅବ୍ରହାମ ପରମେଶ୍ୱରଙ୍କ ନିର୍ଦ୍ଦେଶ ଅନୁସାରେ ଇ‌ସ୍‌ହାକକୁ ଠିକ୍ ଆଠଦିନ ପରେ ସୁନ୍ନତ କଲେ।

ଇ‌ସ୍‌ହାକଙ୍କ ଜନ୍ମ ବେଳକୁ ଅବ୍ରହାମଙ୍କର ଏକଶହ ବର୍ଷ ବୟସ ହୋଇଥିଲା। ଏବଂ ସାରା କହିଲେ, “ପରମେଶ୍ୱର ମୋ’ ନିମନ୍ତେ ହସ ଦେଲେ ଏବଂ ଯିଏ ଏହା ଶୁଣିବ ସେ ମଧ୍ୟ ହସିବ। କୌଣସି ଲୋକ ଚିନ୍ତା କଲେ ନାହିଁ ଯେ, ମୁଁ ଅବ୍ରହାମଠାରୁ ପିଲାକୁ ଜନ୍ମ ଦେବି। କିନ୍ତୁ ମୁଁ ତାଙ୍କୁ ବୃଦ୍ଧାବସ୍ଥାରେ ଏକ ପୁତ୍ର ଦେଲି।”

ଗୃହରେ ବିବାଦ ଦେଖା ଦେଲା

ଯେତେବେଳେ ଇ‌ସ୍‌ହାକ ଯଥେଷ୍ଟ ବଡ଼ ହେଲେ ଖାଦ୍ୟ ଖାଇବା ଆରମ୍ଭ କଲେ। ତେଣୁ ଅବ୍ରହାମ ଏକ ବିରାଟ ଭୋଜିର ଆୟୋଜନ କଲେ। ହାଗାରର ପୁଅ ଖେଳୁଥିବାର [a] ସାରା ଦେଖିଲେ। ଯାହା ହାଗାର ମିଶରୀୟ ଏହି ପୁତ୍ର ଅବ୍ରହାମଙ୍କ ଦ୍ୱାରା ହୋଇଥିଲା। 10 ସାରା ଅବ୍ରହାମଙ୍କୁ କହିଲେ, “ସେହି ଦାସୀ ଓ ତା’ର ପୁତ୍ରକୁ ଦୂରସ୍ଥାନକୁ ତଡ଼ିଦିଅ। ଯେତେବେଳେ ଆମ୍ଭେ ମରିଯିବା ମୋର ପୁତ୍ର ଇ‌ସ୍‌ହାକ ଆମ୍ଭର ଉତ୍ତରାଧିକାରୀ ହେବ। ମୁଁ ସେହି ଦାସୀର ପୁତ୍ର, ଇ‌ସ୍‌ହାକ ସହିତ ଅଂଶ ଅଧିକାର ପାଉ ବୋଲି ଗ୍ଭହେଁ ନାହିଁ।”

11 ଏହି ଦୁଃଖ ଅବ୍ରହାମଙ୍କୁ ଘାରିଲା, ସେ ତାଙ୍କର ପୁତ୍ର ଇଶ୍ମାଏଲ ବିଷୟରେ ବହୁତ ଭାବିଲେ। 12 କିନ୍ତୁ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭର ସେହି ଦାସୀ ଏବଂ ତାଙ୍କର ପୁତ୍ର ପାଇଁ ବ୍ୟସ୍ତ ହେବାର ନାହିଁ। ସାରା ଯେପରି ଗ୍ଭହୁଁଛି ସେପରି କର। ଇ‌ସ୍‌ହାକ ତୁମ୍ଭର ପରିବାରର ନାମ ରଖିବ। 13 କିନ୍ତୁ ମୁଁ ତୁମ୍ଭର ଦାସୀର ପୁତ୍ରଠାରୁ ମଧ୍ୟ ଏକ ମହାନ ଜାତି ନିର୍ମାଣ କରିବି। କାରଣ ସେ ତୁମ୍ଭର ପୁତ୍ର।”

14 ତା’ ପରଦିନ ପ୍ରତ୍ୟୁଷରୁ ଅବ୍ରହାମ କିଛି ଖାଦ୍ୟ ଓ ପାଣିଥଳି ଆଣିଲେ। ଅବ୍ରହାମ ତାହା ହାଗାରକୁ ଦେଲେ। ଅବ୍ରହାମ ହାଗାର ଓ ତା’ର ପୁତ୍ରକୁ ସେହି ଜିନିଷ ସହିତ ପଠାଇ ଦେଲେ। ହାଗାର ସେ ସ୍ଥାନ ଛାଡ଼ି ‌ବେ‌ର୍‌ଶେବା ମରୁଭୂମିରେ ଭ୍ରମଣ କଲେ।

15 ଯେତେବେଳେ ସମସ୍ତ ପାଣି ଶେଷ ହୋଇଗଲା ସେତେବେଳେ ହାଗାର ତା’ର ପୁତ୍ରକୁ ଏକ ବୁଦା ତଳେ ରଖିଲା। 16 ହାଗାର ସେଠାରୁ କିଛି ଦୂରକୁ ଗଲା, ସେତେ ଦୂର ଯେତେ ଦୂର ଗୋଟିଏ ଧନୁରୁ ଶର ମାରିଲେ ଯାଏ। ସେଠାରେ ସେ ଯାଇ ବସି ପଡ଼ିଲା। ହାଗାର ତା’ର ପିଲାଟି ମୃତ୍ୟୁବରଣ କରୁଥିବାର ଦେଖିବାକୁ ଗ୍ଭହିଁଲା ନାହିଁ। ତେଣୁ ସେ ସେଠାରେ କ୍ରନ୍ଦନ କଲା।

17 ପରମେଶ୍ୱର ସେହି ବାଳକର କ୍ରନ୍ଦନ ଶୁଣିପାରିଲେ ଏବଂ ପରମେଶ୍ୱରଙ୍କର ଦୂତ ସ୍ୱର୍ଗରୁ ହାଗାରକୁ କହିଲେ, “କ’ଣ ହେଲା ହାଗାର? ଭୟ କର ନାହିଁ! ସଦାପ୍ରଭୁ ସେହି ସ୍ଥାନରୁ ସେ ପିଲାର କ୍ରନ୍ଦନ ଶୁଣି ପାରୁଛନ୍ତି। 18 ଯାଅ ଏବଂ ବାଳକକୁ ସାହାଯ୍ୟ କର। ତା’ର ହାତ ଧରି ତାକୁ ଆଗେଇ ନିଅ। ମୁଁ ତାଙ୍କୁ ବହୁ ସନ୍ତାନର ପିତା କରିବି।”

19 ଏହା ପରେ ପରମେଶ୍ୱର ହାଗାରକୁ ଏକ କୂପ ଦେଖାଇଲେ। ତେଣୁ ହାଗାର ସେହି କୂପ ପାଖକୁ ଯାଇ ତାଙ୍କର ଥଳିରେ ପାଣି ଭର୍ତ୍ତିକଲା। ଏହା ପରେ ତା’ର ପୁତ୍ରକୁ ସେଥିରୁ ପାଣି ପିଇବାକୁ ଦେଲା।

20 ପରମେଶ୍ୱରଙ୍କର ଦୟାରୁ ସେହି ବାଳକ ବଡ଼ ହେଲା। ଇଶ୍ମାଏଲ ମରୁଭୂମିରେ ବାସକଲା ଏବଂ ଏକ ଶିକାରୀ ହେଲା। ସେ ଧନୁ ମାରିବା ନିପୁଣଭାବରେ ଶିକ୍ଷା କଲା। 21 ତା’ର ମା ତା’ ପାଇଁ ଏକ ସ୍ତ୍ରୀ ମିଶରରେ ଠିକ୍ କଲା। ସେମାନେ ପାରଣ ନାମକ ମରୁଭୂମିରେ ବାସ କଲେ।

ଅବିମେଲକ ସହିତ ଅବ୍ରହାମଙ୍କର ମୂଲଗ୍ଭଲ

22 ଏହା ପରେ ଅବିମେଲକ ଏବଂ ଫୀଖୋଲ୍ ନାମକ ଅବ୍ରହାମଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ପ୍ରତ୍ୟେକ କାର୍ଯ୍ୟରେ ସହାୟ ଅଟନ୍ତି। 23 ତେଣୁ ତୁମ୍ଭେ ମୋ’ଠାରେ ପରମେଶ୍ୱରଙ୍କ ଆଗରେ ପ୍ରତିଜ୍ଞା କର। ତୁମ୍ଭେ ଏହି ପ୍ରତିଜ୍ଞା କର ଯେ ତୁମ୍ଭେ ମୋ’ ପ୍ରତି ଓ ମୋର ସନ୍ତାନମାନଙ୍କ ପ୍ରତି ବିଶ୍ୱାସଘାତ କରିବ ନାହିଁ। ପ୍ରତିଜ୍ଞା କର ତୁମ୍ଭେ ମୋ’ ପ୍ରତି ଦୟା ଦେଖାଇବ ଏବଂ ମୋର ଦେଶ ଯେଉଁଠାରେ ତୁମ୍ଭେ ଏକ ବିଦେଶୀ ପରି ବାସ କରୁଛ। ପ୍ରତିଜ୍ଞା କର ତୁମ୍ଭେ ମୋ’ ପ୍ରତି ଦୟା କରିବ। ମୁଁ ଯେପରି ତୁମ୍ଭକୁ ଦୟା ଦେଖାଇଛି।”

24 ତହିଁରେ ଅବ୍ରହାମ କହିଲେ, “ମୁଁ ପ୍ରତିଜ୍ଞା କରୁଛି।” 25 ଏହା ପରେ ଅବ୍ରହାମ ଅବିମେଲକଠାରେ ଅଭିଯୋଗ କଲେ। କାରଣ ଅବିମେଲକର ଦାସମାନେ ଏକ କୂଅକୁ କ‌ବ୍‌ଜା କରି ନେଇଛନ୍ତି।

26 କିନ୍ତୁ ଅବିମେଲକ କହିଲେ, “ମୁଁ ଜାଣେ ନାହିଁ କିଏ ଏହା କରିଛି। ତୁମ୍ଭେ ଆଗରୁ ମୋତେ ଏ ବିଷୟରେ କିଛି କହିଲ ନାହିଁ। ମୁଁ ଆଜି ଏ ବିଷୟରେ ଶୁଣିବାକୁ ପାଇଲି।”

27 ତେଣୁ ଅବ୍ରହାମ ଓ ଅବିମେଲକ ମଧ୍ୟରେ ଏକ ଚୁକ୍ତି ହେଲା। ଅବ୍ରହାମ ଅବିମେଲକକୁ ଚୁକ୍ତିର ପ୍ରମାଣ ସ୍ୱରୂପ କିଛି ମେଷ ଓ ଗୋରୁ ଦେଲେ। 28 ଅବ୍ରହାମ ମଧ୍ୟ ମେଷପଲରୁ ସାତୋଟା ମେଷବତ୍ସା ଅଲଗା କରି ରଖିଲେ।

29 ଅବିମେଲକ ଅବ୍ରହାମଙ୍କୁ ପଗ୍ଭରିଲେ, “କାହିଁକି ତୁମ୍ଭେ ଏହି ସାତୋଟା ମେଷକୁ ଅଲଗା କଲ?”

30 ଅବ୍ରହାମ ଉତ୍ତର ଦେଲେ, “ମୁଁ ଯେ ଏହି କୂପ ଖୋଳିଅଛି ତହିଁର ପ୍ରମାଣ ନିମନ୍ତେ ମୋ’ଠାରୁ ଏହି ସାତୋଟା ମେଷ ବତ୍ସା ନେବାକୁ ହେବ।”

31 ଏଣୁ ସେହି ସ୍ଥାନର ନାମ ‌ବେ‌ର୍‌ଶେବା ହେଲା, ସେ ସେହି କୂପର ନାମ ଏପରି ଦେଲେ, କାରଣ ସେହି ସ୍ଥାନରେ ଉଭୟ ପ୍ରତିଜ୍ଞା କରିଥିଲେ।

32 ତେଣୁ ଅବ୍ରହାମ ଏବଂ ଅବିମେଲକ ‌ବେ‌ର୍‌ଶେବାଠାରେ ଏକ ଚୁକ୍ତି କଲେ। ଏହା ପରେ ଅବିମେଲକ ଏବଂ ତାଙ୍କର ସେନାପତି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଗଲେ।

33 ଅବ୍ରହାମ ଏକ ବିଶେଷ ଗଛ ସେଠାରେ ରୋପଣ କଲେ। ସେହି ସ୍ଥାନରେ ଅବ୍ରହାମ ଅନାଦି ଅନନ୍ତ ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ। 34 ଏବଂ ଅବ୍ରହାମ ପଲେଷ୍ଟୀୟମାନଙ୍କ ଦେଶରେ ବହୁ ଦିନ ବାସ କଲେ।

ଅବ୍ରହାମ, ତୁମ୍ଭର ପୁତ୍ରକୁ ହତ୍ୟାକର

22 ଏହିସବୁ ଘଟଣା ଘଟିବାପରେ, ପରମେଶ୍ୱର ଅବ୍ରହାମଙ୍କ ବିଶ୍ୱାସକୁ ପରୀକ୍ଷା କରିବାକୁ ନିଷ୍ପତ୍ତି ନେଲେ। ପରମେଶ୍ୱର ତାଙ୍କୁ କହିଲେ, “ଅବ୍ରହାମ!”

ଏବଂ ଅବ୍ରହାମ କହିଲେ, “ହଁ!”

ଏହା ପରେ ପରମେଶ୍ୱର କହିଲେ, “ତୁମ୍ଭର ପୁତ୍ରକୁ ମୋରିୟାକୁ ନିଅ। ମୋରିୟାରେ ତୁମ୍ଭର ଏକ ମାତ୍ର ସ୍ନେହର ପୁତ୍ର ଇ‌ସ୍‌ହାକକୁ ମୋ’ ନିମନ୍ତେ ହୋମାର୍ଥେ ବଳିଦାନ କର। ମୁଁ ଯେଉଁ ପର୍ବତକୁ କହିବି ସେହି ପର୍ବତକୁ ନେଇ ସେଠାରେ ହୋମବଳି କର।”

ପ୍ରଭାତରେ ଅବ୍ରହାମ ଉଠିଲେ ଏବଂ ତାଙ୍କର ଗଧକୁ ସଜାଇଲେ। ଅବ୍ରହାମ ତାଙ୍କର ପୁତ୍ର ଇ‌ସ୍‌ହାକ ଏବଂ ଦୁଇଜଣ ଦାସଙ୍କୁ ତାଙ୍କ ସହିତରେ ନେଲେ। ଅବ୍ରହାମ ହୋମବଳି ନିମନ୍ତେ କାଠ କାଟି ପରମେଶ୍ୱର କହିଥିବା ସ୍ଥାନକୁ ନେଇଗଲେ। ତୃତୀୟ ଦିନର ଯାତ୍ରା ପରେ ଅବ୍ରହାମ ନିରୀକ୍ଷଣ କଲେ ଓ ଦୂର ସ୍ଥାନକୁ ଦେଖିଲେ, ଯେଉଁଠାକୁ ସେ ଯାଉଥିଲେ। ଏହା ପରେ ଅବ୍ରହାମ ତାଙ୍କର ଦାସମାନଙ୍କୁ କହିଲେ, “ତୁମ୍ଭେମାନେ ଗଧ ସହ ଏହିଠାରେ ଅପେକ୍ଷା କର। ମୁଁ ମୋର ପୁତ୍ରକୁ ନେଇ ସେହି ସ୍ଥାନକୁ ଉପାସନା ପାଇଁ ଯାଉଛି। କିଛି ସମୟ ପରେ ଆମ୍ଭେ ତୁମ୍ଭ ନିକଟକୁ ଫେରି ଆସିବୁ।”

ଅବ୍ରହାମ ତାଙ୍କ ପୁତ୍ରର କାନ୍ଧରେ ହୋମବଳି ନିମନ୍ତେ କାଠ ରଖିଲେ ଏବଂ ନିଜେ ଏକ ସ୍ୱତନ୍ତ୍ର ଛୁରୀ ଏବଂ ନିଆଁ ନେଇ ଗଲେ। ଏହା ପରେ ଦୁଇଜଣ ଏକତ୍ର ହୋଇଗଲେ।

ଇ‌ସ୍‌ହାକ ତାଙ୍କର ପିତା ଅବ୍ରହାମଙ୍କୁ କହିଲେ, “ପିତା!”

ଅବ୍ରହାମ ଉତ୍ତର ଦେଲେ, “ହଁ, ମୋର ପୁତ୍ର।”

ଇ‌ସ୍‌ହାକ କହିଲେ, “ଆମ୍ଭର ହୋମବଳି ନିମନ୍ତେ କାଠ ଓ ନିଆଁ ଅଛି, କିନ୍ତୁ ଯେଉଁ ମେଷକୁ ଉତ୍ସର୍ଗ କରାଯିବ ତାହା କେଉଁଠାରେ?”

ଅବ୍ରହାମ ଉତ୍ତର ଦେଲେ, “ହେ ମୋର ପୁତ୍ର, ପରମେଶ୍ୱର ନିଜେ ଉତ୍ସର୍ଗ ପାଇଁ ସେହି ମେଷ ଯୋଗାଇବେ।”

ତେଣୁ ଇ‌ସ୍‌ହାକ ଓ ଅବ୍ରହାମ ଏକତ୍ର ସେଇ ସ୍ଥାନକୁ ଗ୍ଭଲିଲେ। ପରମେଶ୍ୱର କହିଥିବା ସ୍ଥାନକୁ ସେମାନେ ଆସିଲେ। ସେଠାରେ ଅବ୍ରହାମ ଏକ ଯଜ୍ଞବେଦି ସ୍ଥାପନ କଲେ ଏବଂ ତାହା ଉପରେ କାଠ ସଜାଡ଼ିଲେ। ଏହା ପରେ ଅବ୍ରହାମ ଇ‌ସ୍‌ହାକକୁ ବାନ୍ଧି ଯଜ୍ଞବେଦିର କାଠ ଉପରେ ଶୁଆଇ ଦେଲେ। 10 ଏହା ପରେ ଅବ୍ରହାମ ତାଙ୍କର ଛୁରୀ ଆଣିଲେ ଏବଂ ଇ‌ସ୍‌ହାକକୁ ହତ୍ୟା କରିବା ପାଇଁ ପ୍ରସ୍ତୁତ ହେଲେ।

11 କିନ୍ତୁ ଏହା ପରେ ସଦାପ୍ରଭୁଙ୍କର ଦୂତ ସ୍ୱର୍ଗରୁ ଅବ୍ରହାମଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ!”

ଅବ୍ରହାମ ଉତ୍ତର ଦେଲେ, “ହଁ ପ୍ରଭୁ!”

12 ସଦାପ୍ରଭୁଙ୍କର ଦୂତ ଅବ୍ରହାମଙ୍କୁ କହିଲେ, “ତୁମ୍ଭର ପୁତ୍ରକୁ ହତ୍ୟା କର ନାହିଁ କି କିଛି ଆଘାତ କର ନାହିଁ। ବର୍ତ୍ତମାନ ମୁଁ ଦେଖି ପାରୁଛି ଯେ, ତୁମ୍ଭେ ପରମେଶ୍ୱରଙ୍କୁ ସମ୍ମାନ କରୁଛ ଏବଂ ତାଙ୍କର ଆଜ୍ଞା ମାନି ଚଳୁଛ। କାରଣ ତୁମ୍ଭେ ତୁମ୍ଭର ଏକମାତ୍ର ପୁତ୍ରକୁ ମୋ’ ସକାଶେ ଉତ୍ସର୍ଗ କରିବାକୁ କୁଣ୍ଠାବୋଧ କରି ନାହଁ।”

13 ଏହା ପରେ ଅବ୍ରହାମ ନିରୀକ୍ଷଣ କଲେ ଓ ଏକ ଅଣ୍ଡିରା ମେଷ ଦେଖିଲେ, ତା’ର ଶିଙ୍ଗ ବୁଦାରେ ଚ୍ଛନ୍ଦି ହୋଇଥିଲା। ତେଣୁ ଅବ୍ରହାମ ସେହି ଅଣ୍ଡିରା ମେଷକୁ ଆଣି ହତ୍ୟା କଲେ ଓ ତାହାକୁ ନିଜପୁତ୍ର ବଦଳରେ ହୋମବଳିରେ ଉତ୍ସର୍ଗ କଲେ। 14 ତେଣୁ ଅବ୍ରହାମ ସେହି ସ୍ଥାନର ନାମ ଦେଲେ, “ଯିହୋବାଃ-ଯିରି” [b] ଏପରିକି ଆଜି ମଧ୍ୟ ଲୋକମାନେ କୁହନ୍ତି, “ପର୍ବତରେ ସଦାପ୍ରଭୁ ପ୍ରଦାନ କରନ୍ତି।”

15 ସଦାପ୍ରଭୁଙ୍କର ଦୂତ ଦ୍ୱିତୀୟ ଥର ଅବ୍ରହାମଙ୍କୁ ସ୍ୱର୍ଗରୁ ଡାକିଲେ। 16 ସଦାପ୍ରଭୁଙ୍କର ଦୂତ କହିଲେ, “ତୁମ୍ଭର ଏକମାତ୍ର ପୁତ୍ର ଆମ୍ଭକୁ ଦେବାକୁ ସମ୍ମତ ହେଲ, କାରଣ ମୋ’ ପାଇଁ ତୁମ୍ଭେ ଏପରି କଲ। ମୁଁ ତୁମ୍ଭକୁ ଏହି ପ୍ରତିଜ୍ଞା କରାଇଥିଲି। ମୁଁ ସେହି ସଦାପ୍ରଭୁ ପ୍ରତିଜ୍ଞା କରିଥିଲି ଯେ, 17 ମୁଁ ତୁମ୍ଭକୁ ଆଶୀର୍ବାଦ କରିବି। ଆକାଶର ତାରାତୁଲ୍ୟ ଓ ସମୁଦ୍ର କୂଳର ଅସଂଖ୍ୟ ବାଲି ତୁଲ୍ୟ ତୁମ୍ଭର ବଂଶଧର ବଢ଼ାଇବି। ଏବଂ ତୁମ୍ଭର ଲୋକମାନେ ଯେଉଁ ସହର ଅଧିକାର କରିଛନ୍ତି ସେହି ସହରରେ ବାସ କରିବ। 18 ପୃଥିବୀର ସମସ୍ତ ଜାତି ତୁମ୍ଭର ବଂଶଧରମାନଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ। ମୁଁ ଏପରି କରିବି କାରଣ ତୁମ୍ଭେ ମୋର ବାକ୍ୟ ମାନିଅଛ।”

19 ଏହା ପରେ ଅବ୍ରହାମ ତାଙ୍କର ଦାସଗଣ ନିକଟକୁ ଫେରିଗଲେ। ଏହା ପରେ ସେମାନେ ସମସ୍ତେ ‌ବେ‌ର୍‌ଶେବାକୁ ଫେରିଗଲେ। ଏବଂ ଅବ୍ରହାମ ସେଠାରେ ବାସ କଲେ।

20 ଏହିସବୁ ଘଟଣା ଘଟିଯିବା ପରେ, ଅବ୍ରହାମଙ୍କୁ ଏକ ବାର୍ତ୍ତା ପଠାଗଲା। ବାର୍ତ୍ତାଟି ଏହିପରି ଥିଲା, “ତୁମ୍ଭର ଭାଇ ନାହୋର ଏବଂ ତା’ର ସ୍ତ୍ରୀ ମି‌ଲ୍‌କା ସନ୍ତାନ ପ୍ରସବ କରିଅଛି। 21 ତାହାର ଜ୍ୟେଷ୍ଠପୁତ୍ର ଊଷ, ତାହାର ଭାଇ ବୂଷ ଓ ଅରାମର ପିତା କମୂୟେଲ। 22 ଏହା ପରେ, କେଷଦ୍, ହସୋ, ପିଲଦଶ୍, ଯି‌ଦ୍‌ଲଫ୍ ଓ ବଥୂୟେଲ।” 23 ସେହି ବଥୂୟେଲର କନ୍ୟା ରିବିକା। ମି‌ଲ୍‌କା ଏହି ଆଠ ଜଣଙ୍କୁ ଅବ୍ରହାମଙ୍କର ଭ୍ରାତା ନାହୋର ନିମନ୍ତେ ଜନ୍ମ କଲା। 24 ଏବଂ ନାହୋରର ରୂମା ନାମ୍ନୀ ଦାସୀଠାରୁ ଟେବହ, ଗହନ୍, ତହଶ୍ ଓ ମାଖା ଏମାନେ ଜନ୍ମ ନେଲେ।

ମାଥିଉ ଲିଖିତ ସୁସମାଗ୍ଭର 6:19-34

ପରମେଶ୍ୱର ସେବା ଧନ ଅପେକ୍ଷା ମହାନ୍(A)

19 “ନିଜ ପାଇଁ ଏ ସଂସାରରେ ଧନ ସଞ୍ଚୟ କର ନାହିଁ। ଏଠାରେ ପୋକ ଓ କଳଙ୍କ ଲାଗି ତାକୁ ନଷ୍ଟ କରିଦେବେ। ଗ୍ଭେର ପଶି ସିନ୍ଧି କାଟି ଗ୍ଭେରି କରିନେବ। 20 ବରଂ ନିଜ ପାଇଁ ସ୍ୱର୍ଗରେ ଧନ ସଞ୍ଚୟ କର, ସେଠାରେ ତାକୁ ପୋକ କି କଳଙ୍କ ମଧ୍ୟ ନଷ୍ଟ କରି ପାରିବ ନାହିଁ। ସେଠାରେ ଗ୍ଭେର ବି ସିନ୍ଧି କାଟି ସେହିଧନ ଗ୍ଭେରାଇ କରି ନେଇ ପାରିବ ନାହିଁ। 21 କାରଣ ଯେଉଁଠାରେ ତୁମ୍ଭର ଧନ, ସେଠାରେ ତୁମ୍ଭର ମନ।

22 “ଆଖି ଶରୀର ପାଇଁ ଆଲୋକ ସ୍ୱରୂପ। ଏଣୁ ତୁମ୍ଭ ଆଖି ଯଦି ଠିକ୍ ଥିବ, ତେବେ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ଆଲୋକମୟ ହେବ। 23 କିନ୍ତୁ ତୁମ୍ଭର ଆଖି ଯଦି ଖରାପ, ତେବେ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ଅନ୍ଧକାରମୟ ହୋଇଯିବ। ତୁମ୍ଭ ଭିତରର ସେହି ଏକମାତ୍ର ଆଲୋକ ଯଦି ଅନ୍ଧକାରମୟ ହୋଇଯାଏ ତେବେ ସେ ଅନ୍ଧକାର କେତେ ଘନୀଭୂତ ନ ହେବ!

24 “ଜଣେ କେବେ ହେଲେ ଏକା ବେଳେ ଦୁଇଜଣ ମାଲିକଙ୍କ ସେବକ ହୋଇ ପାରିବ ନାହିଁ। କାରଣ ସେ ଜଣକୁ ଘୃଣା କରିବ, ଓ ଅନ୍ୟ ଜଣକୁ ପ୍ରେମ କରିବ, କିଅବା ଜଣେ ମାଲିକ ପ୍ରତି ଅନୁରକ୍ତ ରହିବ ଓ ଅନ୍ୟ ଜଣକୁ ହେୟ ଜ୍ଞାନ କରିବ। ତୁମ୍ଭେ ଏକାସାଙ୍ଗରେ ପରମେଶ୍ୱର ଓ ଧନ ଉଭୟଙ୍କ ସେବା କରି ପାରିବ ନାହିଁ।

ପରମେଶ୍ୱରଙ୍କ ରାଜ୍ୟକୁ ପ୍ରଥମସ୍ଥାନ ଦିଅ(B)

25 “ଅତଏବ ମୁଁ ତୁମ୍ଭକୁ କହୁଛି, ବଞ୍ଚିବା ପାଇଁ ଖାଇବା ପିଇବା ବିଷୟରେ ଚିନ୍ତା କର ନାହିଁ। ନିଶ୍ଚିତ ରୂପରେ ଜୀବନ ଖାଦ୍ୟ ଅପେକ୍ଷା ଓ ଶରୀର ପୋଷାକ ଅପେକ୍ଷା ମହତ୍ତ୍ୱପୂର୍ଣ୍ଣ। 26 ଆକାଶର ପକ୍ଷୀମାନଙ୍କୁ ଦେଖ ସେମାନେ ବିହନ ବୁଣନ୍ତି ନାହିଁ, କି ଅମଳ କରନ୍ତି ନାହିଁ, ଅମାରରେ ଖାଦ୍ୟଶସ୍ୟ ବି ଜମେଇ ରଖନ୍ତି ନାହିଁ, ତଥାପି ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା ସେମାନଙ୍କୁ ଖାଇବାକୁ ଦିଅନ୍ତି। ତୁମ୍ଭେ ଜାଣିଛ ଯେ, ତୁମ୍ଭେମାନେ ସେମାନଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ଅଟ। 27 ତୁମ୍ଭ ଭିତରେ ଏପରି କେହି ନାହିଁ, ଯେକି ଚିନ୍ତାଗ୍ରସ୍ତ ହୋଇ ନିଜ ଜୀବନକାଳ ସହିତ ଘଡ଼ିଏ ହେଲେ ସମୟ ଯୋଗ କରି ପାରିବ।

28 “ତୁମ୍ଭେ ପୋଷାକ ବିଷୟରେ କାହିଁକି ଚିନ୍ତା କରୁଛ? କ୍ଷେତ୍ରର ଫୁଲଗୁଡ଼ିକ ବିଷୟରେ ଭାବି ଦେଖ! ଦେଖ, ସେମାନେ କିପରି ଫୁଟୁଛନ୍ତି। ସେମାନେ କୌଣସି କାମ କରନ୍ତି ନାହିଁ, କି ନିଜ ପାଇଁ ପୋଷାକ ତିଆରି କରନ୍ତି ନାହିଁ। 29 କିନ୍ତୁ ମୁଁ ତୁମ୍ଭକୁ କହୁଛି, ମହାନ ଓ ଧନୀରାଜା ଶଲୋମନ ନିଜର ସମସ୍ତ ବୈଭବ ଥାଇ ମଧ୍ୟ ସେ ନିଜକୁ ସୁସଜ୍ଜିତ କରିପାରି ନ ଥିଲେ। 30 ପଡ଼ିଆର ସେହି ଘାସ ଆଜି ବଞ୍ଚିଛି, କିନ୍ତୁ କାଲିକି ତାକୁ ଚୁଲିରେ ପକେଇ ଦିଆଯିବ। ତଥାପି ଯଦି ପରମେଶ୍ୱର ତାକୁ ଏଭଳି ସୁନ୍ଦର ବେଶ ଦେଇଛନ୍ତି, ତେବେ ସେ କ’ଣ ତୁମ୍ଭକୁ ପିନ୍ଧିବା ପାଇଁ ଅଧିକ ଦେବେ ନାହିଁ? ତେବେ ତୁମ୍ଭେମାନେ କାହିଁକି ଏତେ ଅଳ୍ପ ବିଶ୍ୱାସ ରଖୁଛ?

31 “ଏଣୁ ଚିନ୍ତାଗ୍ରସ୍ତ ହୋଇ କୁହ ନାହିଁ ଯେ, ଆମ୍ଭେ କ’ଣ ଖାଇବା, କ’ଣ ପିଇବା ବା କ’ଣ ପିନ୍ଧିବା? 32 ଯେଉଁ ଲୋକମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ, ସେମାନେ ଏସବୁ ପଛରେ ଦୌଡ଼ନ୍ତି। କିନ୍ତୁ ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା ଜାଣନ୍ତି ଯେ, ଏସବୁ ଜିନିଷ ତୁମ୍ଭମାନଙ୍କର ଦରକାର। 33 ଏଣୁ ଆଗ ପରମେଶ୍ୱରଙ୍କ ରାଜ୍ୟ ଓ ଉତ୍ତମ କାର୍ଯ୍ୟ ବିଷୟରେ ଚିନ୍ତା କର। ତୁମ୍ଭେ ଯେଉଁସବୁ ଭଲ କାମ କରିବା ପରମେଶ୍ୱର ଗ୍ଭହାନ୍ତି, ସେଗୁଡ଼ିକ କର। ତା’ହେଲେ ଏହିସବୁ ବିଷୟଗୁଡ଼ିକ ତୁମ୍ଭକୁ ଯୋଗାଇ ଦିଆଯିବ। 34 ଆସନ୍ତାକାଲି ପାଇଁ ଚିନ୍ତା କର ନାହିଁ, କାରଣ ପ୍ରତ୍ୟେକ ଦିନର କୌଣସି ନା କୌଣସି ସମସ୍ୟା ଥାଏ। କାଲିର ଚିନ୍ତା କାଲି ପାଇଁ ଯଥେଷ୍ଟ।

Oriya Bible: Easy-to-Read Version (ERV-OR)

2010 by World Bible Translation Center