Print Page Options
Previous Prev Day Next DayNext

Old/New Testament

Each day includes a passage from both the Old Testament and New Testament.
Duration: 365 days
Oriya Bible: Easy-to-Read Version (ERV-OR)
Version
ଆଦିପୁସ୍ତକ 29-30

ଯାକୁବ ରାହେଲଙ୍କୁ ସାକ୍ଷାତ କଲେ

29 ଏହା ପରେ ଯାକୁବ ତାଙ୍କର ଯାତ୍ରା ଗ୍ଭଲୁ ରଖିଲେ, ସେ ପୂର୍ବଦିଗସ୍ଥ ଦେଶକୁ ଗଲେ। ଯାକୁବ ଦେଖିଲେ, ସେହି ଭୂମିରେ ଏକ କୂପ। ମେଷମାନେ, ସେହି କୂପ ନିକଟରେ ବିଶ୍ରାମ ନେଉଥିଲେ। ଏହା ହେଉଛି ସେହି ସ୍ଥାନ, ମେଷମାନେ ଜଳପାନ କରୁଥିଲେ। ଗୋଟିଏ ବଡ଼ ଶୀଳାଖଣ୍ଡ କୂପର ମୁହଁ ଘୋଡ଼ାଇ ରଖିଥିଲା। ଯେତେବେଳେ ସବୁ ମେଷପଲ ସେହି କୂପ ନିକଟରେ ଉପସ୍ଥିତ ହୁଅନ୍ତି ସେତେବେଳେ ମେଷପାଳକମାନେ ଏହି ଶୀଳାକୁ କୂପର ସମ୍ମୁଖରୁ କାଢ଼ିଦିଅନ୍ତି। ମେଷମାନେ ପାଣି ପିଇ ସାରିବା ପରେ ସେମାନେ କୂପର ମୁହଁକୁ ପଥର ସହିତ ଆଚ୍ଛାଦନ କରନ୍ତି।

ଯାକୁବ ସେଠାରେ ସେହି ମେଷପାଳକମାନକୁ କହିଲେ, “ହେ ଭାଇମାନେ ତୁମ୍ଭର ଘର କେଉଁଠି?”

ସେମାନେ ଉତ୍ତର ଦେଇ କହିଲେ, “ଆମ୍ଭ ଘର ହାରଣରେ।”

ଏହା ପରେ ଯାକୁବ କହିଲେ, “ତୁମ୍ଭେମାନେ ଲାବନଙ୍କୁ ଜାଣିଛ କି, ଯେ କି ନାହୋରର ପୁତ୍ର?”

ମେଷପାଳକମାନେ କହିଲେ, “ହଁ, ଆମ୍ଭେମାନେ ତାଙ୍କୁ ଜାଣିଛୁ।”

ଏହା ପରେ ଯାକୁବ ତାଙ୍କୁ ପଗ୍ଭରିଲେ, “ସେ କିପରି ଅଛନ୍ତି?”

ସେମାନେ ଉତ୍ତର ଦେଲେ, “ସେ ଭଲ ଅଛନ୍ତି, ତାଙ୍କର ସମସ୍ତ କୁଶଳ। ଦେଖ ତାଙ୍କର କନ୍ୟା ରାହେଲ ତାଙ୍କ ମେଷପଲ ସହିତ ଆସୁଛନ୍ତି।”

ଯାକୁବ କହିଲେ, “ଦେଖ, ଏବେ ବହୁତ ବେଳ ଅଛି। ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ। ତୁମ୍ଭେମାନେ ମେଷଗଣଙ୍କୁ ଜଳପାନ କରାଇ ପୁନର୍ବାର ଚରାଇବାକୁ ନେଇଯାଅ।”

କିନ୍ତୁ ମେଷପାଳକ କହିଲେ, “ଯେପର୍ଯ୍ୟନ୍ତ ସମସ୍ତ ମେଷ ଏକତ୍ର ନ ହୋଇଛନ୍ତି ସେ ପର୍ଯ୍ୟନ୍ତ ଆମ୍ଭେ ଏହା କରି ପାରିବୁ ନାହିଁ। ସମସ୍ତ ଏକତ୍ର ହେବାପରେ ଆମ୍ଭେ କୂପ ସମ୍ମୁଖରୁ ପଥର କାଢ଼ିବୁ ଏବଂ ସମସ୍ତ ମେଷମାନେ ପାଣି ପିଇ ପାରିବେ।”

ଯେତେବେଳେ ଯାକୁବ ମେଷପାଳକମାନଙ୍କ ସହିତ କଥା ହେଉଥିଲେ ସେହି ସମୟରେ ରାହେଲ ତାଙ୍କ ପିତାଙ୍କର ମେଷପଲ ସହିତ ଉପସ୍ଥିତ ହେଲେ। ନିଜ ପିତାଙ୍କ ମେଷମାନଙ୍କର ଯତ୍ନ ନେବା ରାହେଲଙ୍କର କାର୍ଯ୍ୟ ଥିଲା। 10 ରାହେଲ ଥିଲେ ଲାବନର ଝିଅ। ଲାବନ ଥିଲେ ଯାକୁବର ମା’ ରିବିକାର ଭାଇ। ଯାକୁବ ଯେତେବେଳେ ମାତୁଳ ଲାବନର କନ୍ୟା ମେଷ ସହିତ ରାହେଲକୁ ଦେଖିଲେ, ସେ ଯାଇ ପଥର ଘୁଞ୍ଚାଇଲେ ଓ ତାଙ୍କର ମେଷମାନେ ଜଳପାନ କଲେ। 11 ଏହା ପରେ ଯାକୁବ ତାଙ୍କୁ ଚୁମ୍ବନ ଦେଲେ ଏବଂ କାନ୍ଦିଲେ। 12 ଯାକୁବ ରାହେଲକୁ କହିଲେ ଯେ, ସେ ହେଉଛନ୍ତି ରିବିକାର ପୁତ୍ର। ତେଣୁ ରାହେଲ ଘରକୁ ଦୌଡ଼ିଯାଇ ତାଙ୍କ ପିତାଙ୍କୁ କହିଲେ।

13 ଲାବନ ତାଙ୍କ ଭଉଣୀର ପୁତ୍ର ଯାକୁବ ବିଷୟରେ ସମସ୍ତ ଶୁଣିଲେ। ତେଣୁ ଲାବନ ତାଙ୍କୁ ଦେଖିବା ପାଇଁ ଦୌଡ଼ିଗଲେ, ଲାବନ ତାଙ୍କୁ ଆଲିଙ୍ଗନ କଲେ ଓ ଚୁମ୍ବନ ଦେଲେ। ଏବଂ ତାଙ୍କୁ ଗୃହକୁ ଆଣିଲେ। ଯାକୁବ ଲାବନକୁ ସବୁକିଛି କହିଲେ।

14 ଏହା ପରେ ଲାବନ କହିଲେ, “ଏହା ଆଶ୍ଚର୍ଯ୍ୟ! ତୁମ୍ଭେ ମୋ’ ବଂଶଧର।” ତେଣୁ ଯାକୁବ ଲାବନଙ୍କ ଘରେ ଏକ ମାସ ରହିଲେ।

ଲାବନ ଯାକୁବଙ୍କୁ ଫାନ୍ଦରେ ପକାଇଲେ

15 ଦିନେ ଲାବନ ଯାକୁବଙ୍କୁ କହିଲେ, “ତୁମ୍ଭେ ମୋର କୁଟୁମ୍ବ ବୋଲି କ’ଣ ବିନା ବର୍ତ୍ତନରେ ମୋର ଦାସକର୍ମ କରିବ? ଏଣୁ କି ବର୍ତ୍ତନ ନେବ? ତାହା କୁହ।”

16 ଲାବନର ଦୁଇଟି ଝିଅ ଥିଲେ। ବଡ଼ ଝିଅର ନାମ ଲେୟା ଓ ସାନ ଝିଅର ନାମ ରାହେଲ।

17 ରାହେଲ ବହୁତ ସୁନ୍ଦରୀ, ରୂପବତୀ ଥିଲେ ଏବଂ ଲେୟାର ନୟନ କୋମଳ ଓ ଦୁର୍ବଳ ଥିଲା [a] 18 ଯାକୁବ ରାହେଲକୁ ପ୍ରେମ କଲେ। ଯାକୁବ ଲାବନକୁ କହିଲେ, “ମୁଁ ତୁମ୍ଭ ପାଇଁ ସାତ ବର୍ଷ କାମ କରିବି ଯଦି ତୁମ୍ଭେ ମୋତେ ତୁମ୍ଭର ସାନ ଝିଅ ରାହେଲ ସହିତ ବିବାହ ଦିଅ।”

19 ଲାବନ କହିଲା, “ଅନ୍ୟକୁ ବିବାହ କରିବା ଅପେକ୍ଷା ସେ ତୁମ୍ଭକୁ ବିବାହ କଲେ ନିଶ୍ଚିତ ଭଲ ହେବ। ତେଣୁ ତୁମ୍ଭେ ମୋ’ ସହିତ ରୁହ।”

20 ତେଣୁ ଯାକୁବ ତାଙ୍କ ସହ ସେଠାରେ ସାତ ବର୍ଷ ରହି କାମ କଲେ। କିନ୍ତୁ ଏହା ତାଙ୍କୁ ଖୁବ୍ କମ ସମୟ ପରି ଜଣାଗଲା କାରଣ ସେ ରାହେଲକୁ ବହୁତ ଭଲ ପାଉଥିଲେ।

21 ସାତ ବର୍ଷ ପରେ ଯାକୁବ ଲାବନକୁ କହିଲେ, “ମୋତେ ରାହେଲକୁ ଦିଅ ମୁଁ ତାଙ୍କୁ ବିବାହ କରିବି। ତୁମ୍ଭ ପାଇଁ ମୋର କାମ କରିବା ସମୟ ସରି ଯାଇଛି।”

22 ତେଣୁ ଲାବନ ସେଠାକାର ସମସ୍ତ ଲୋକମାନଙ୍କୁ ଏକ ଭୋଜି ଦେଲେ। 23 ସେହି ଦିନ, ରାତିରେ ଲାବନ ଯାକୁବଙ୍କ ପାଇଁ ତାଙ୍କର ଝିଅ ଲେୟାକୁ ଆଣିଲେ। ଯାକୁବ ଏବଂ ଲେୟା ଉଭୟ ସହବାସ କଲେ। 24 ଆଉ ଲାବନ ଆପଣା କନ୍ୟା ଲେୟାର ଦାସୀ ହେବା ନିମନ୍ତେ ସିଳ୍ପା ନାମ୍ନୀ ଆପଣା ଦାସୀକୁ ଦେଲେ। 25 ତା’ ପରଦିନ ପ୍ରଭାତରେ ଯାକୁବ ଦେଖିଲେ ସେ ଯାହା ସହିତ ରାତି ବିତାଇଛନ୍ତି ସେ ଲେୟା ଥିଲା। ଯାକୁବ ଲାବନକୁ କହିଲେ, “ତୁମ୍ଭେ ମୋତେ ଠକିଛ। ମୁଁ ତୁମ୍ଭ ପାଇଁ କଠିନ ପରିଶ୍ରମ କଲି, ଯଦ୍ଦ୍ୱାରା ମୁଁ ରାହେଲକୁ ବିବାହ କରି ପାରିବି। ତୁମ୍ଭେ କାହିଁକି ମୋତେ ଠକିଲ?”

26 ଲାବନ କହିଲେ, “ଆମ୍ଭ ଦେଶରେ ଅଛି ଯେ, ବଡ଼ ବିବାହ କରିବା ପୂର୍ବରୁ ସାନ ବିବାହ କରି ପାରିବ ନାହିଁ। 27 କିନ୍ତୁ ତୁମ୍ଭେ ଏଠାରେ ବିବାହ ଉତ୍ସବ ସାତ ଦିନ ଧରି ପାଳନ କର ତା’ପରେ ମୁଁ ତୁମ୍ଭକୁ ରାହେଲ ସହିତ ବିବାହ ଦେବି। କିନ୍ତୁ ତୁମ୍ଭକୁ ମୋ’ ପାଇଁ ଆଉ ସାତ ବର୍ଷ ପରିଶ୍ରମ କରିବାକୁ ପଡ଼ିବ।”

28 ତେଣୁ ଯାକୁବ ଏହିପରି କଲେ, ଏବଂ ଏକ ସପ୍ତାହ ବିତାଇଲେ। ଏହା ପରେ ଲାବନ ରାହେଲକୁ ତା’ର ସ୍ତ୍ରୀ ଭାବେ ତାଙ୍କୁ ଦେଲେ। 29 ଲାବନ ରାହେଲର ଦାସୀ ନିମନ୍ତେ ଆପଣାର ବିଲହା ନାମ୍ନୀ ଦାସୀକି ଦେଲେ। 30 ତେଣୁ ଯାକୁବ ରାହେଲ ସହିତ ସହବାସ କଲେ, ଏବଂ ଯାକୁବ ଲେୟା ଅପେକ୍ଷା ରାହେଲକୁ ଅଧିକ ଭଲ ପାଇଲେ। ଯାକୁବ ଲାବନ ପାଇଁ ଆଉ ସାତ ବର୍ଷ କାମ କଲେ।

ଯାକୁବର ପରିବାର ବଢ଼ିଲେ

31 ସଦାପ୍ରଭୁ ଦେଖିଲେ ଲେୟା ଘୃଣିତ ହେଉଛି, ସେଥିପାଇଁ ସଦାପ୍ରଭୁ ଲେୟାକୁ ଗର୍ଭବତୀ କରାଇଲେ। ରାହେଲର କୌଣସି ସନ୍ତାନ ଜନ୍ମ ହେଲା ନାହିଁ।

32 ଲେୟା ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ। ସେ ତାହାର ନାମ ରୁବେନ୍ ଦେଲେ। ଲେୟା ତାଙ୍କର ଏପରି ନାମ ଦେଲେ କାରଣ ସେ କହିଲେ, “ସଦାପ୍ରଭୁ ମୋର ଦୁଃଖ ଦେଖି ଅଛନ୍ତି। ମୋର ସ୍ୱାମୀ ମୋତେ ଭଲ ପାଇବେ।”

33 ଲେୟା ପୁନରାୟ ଗର୍ଭବତୀ ହୋଇ ଅନ୍ୟ ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ। ସେ ତାଙ୍କର ନାମ ଦେଲେ ଶିମିୟୋନ, ସେ ଶୁଣି ପାରିଲା। ଲେୟା କହିଲେ, “ସଦାପ୍ରଭୁ ଶୁଣିଲେ ଯେ ମୋ’ ସ୍ୱାମୀ ମୋତେ ଘୃଣା କରନ୍ତି। ତେଣୁ ସେ ମୋ’ କୋଳରେ ଏହି ସନ୍ତାନ ଦେଇଛନ୍ତି।”

34 ଲେୟା ପୁଣି ଗର୍ଭବତୀ ହେଲେ, ଏବଂ ଅନ୍ୟ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଲେ। ସେ ସେହି ପିଲାର ନାମ ଦେଲା ଲେବୀ। ଲେୟା କହିଲେ, “ଏବେ ମୋ’ ସ୍ୱାମୀ ମୋ’ଠାରେ ଆସକ୍ତ ହେବେ। ଯେହେତୁ ମୁଁ ତାଙ୍କୁ ତିନୋଟି ପୁତ୍ର ଦେଇଅଛି।”

35 ଏହା ପରେ ଲେୟା ଅନ୍ୟ ଏକ ସନ୍ତାନ ଜନ୍ମ ଦେଲେ। ସେ ତାହାର ନାମ ଦେଲେ ଯିହୁଦା, ସେ କହିଲେ, “ବର୍ତ୍ତମାନ ମୁଁ ସଦାପ୍ରଭୁଙ୍କର ପ୍ରଶଂସା କରିବି।” ଏହା ପରେ ଲେୟା ପିଲା ଜନ୍ମ କରିବା ବନ୍ଦ କରିଦେଲେ।

30 ରାହେଲ ଦେଖିଲେ ଯେ, ସେ କୌଣସି ପିଲା ଜନ୍ମ କରିପାରୁ ନାହିଁ। ରାହେଲ ତା’ର ଭଊଣୀ ଲେୟା ପ୍ରତି ଈର୍ଷାନ୍ୱିତ ହେଲେ। ତେଣୁ ରାହେଲ ଯାକୁବକୁ କହିଲେ, “ମୋତେ ପିଲା ଦିଅ ନ ହେଲେ ମୁଁ ମରିବି।”

ଯାକୁବ ରାହେଲ ଉପରେ କ୍ରୋଧ କଲେ। ସେ କହିଲେ, “ମୁଁ ପରମେଶ୍ୱର ନୁହେଁ। କେବଳ ପରମେଶ୍ୱର ହିଁ ତୁମ୍ଭକୁ ସନ୍ତାନ ଦେଇ ପାରିବେ।”

ଏହା ପରେ ରାହେଲ କହିଲେ, “ମୋର ଦାସୀ ବିଲହା ଅଛି ତାହା ସହିତ ସହବାସ କର। ସେ ପିଲା ଜନ୍ମ କଲେ ମୁଁ ମା ହୋଇ ପାରିବି।”

ତେଣୁ ରାହେଲ ବିଲହାକୁ ଆଣି ଯାକୁବକୁ ଦେଲେ, ଯାକୁବ ତାହା ସହିତ ସହବାସ କଲେ। ଏହା ପରେ ବିଲହା ଗର୍ଭବତୀ ହୋଇ ପିଲାଜନ୍ମ କଲା।

ରାହେଲ କହିଲେ, “ପରମେଶ୍ୱର ମୋର ପ୍ରାର୍ଥନା ଗ୍ରହଣ କରିଛନ୍ତି, ମୋତେ ଏକ ପୁତ୍ର ସନ୍ତାନ ଦେବା ପାଇଁ ସେ ନିଷ୍ପତ୍ତି ନେଲେ।” ତେଣୁ ରାହେଲ ତା’ର ନାମ ରଖିଲେ ଦାନ।

ରାହେଲର ଦାସୀ ବିଲହା ଆଉଥରେ ଗର୍ଭବତୀ ହେଲା ଏବଂ ସେ ଯାକୁବଙ୍କ ପାଇଁ ଦ୍ୱିତୀୟ ପୁତ୍ର ଜନ୍ମ କଲା। ରାହେଲ କହିଲେ, “ମୁଁ ମୋର ଭଉଣୀ ସହିତ ସଂଘର୍ଷ କରି ଜୟ କଲି।” ଏଣୁ କରି ସେ ତାଙ୍କର ନାମ ନପ୍ତାଲି ରଖିଲେ।

ଲେୟା ଦେଖିଲେ ସେ ଆଉ ପିଲା ଜନ୍ମ କରି ପାରିବ ନାହିଁ। ତେଣୁ ସେ ଆପଣା ଦାସୀ ସିଳ୍ପାକୁ ଆଣି ଯାକୁବଙ୍କୁ ଦେଲେ। 10 ଏହା ପରେ ସିଳ୍ପା ଏକ ପିଲା ଜନ୍ମ କଲା। 11 ଲେୟା କହିଲେ, “ମୁଁ ଭାଗ୍ୟବତୀ” ତେଣୁ ସେ ତା’ର ନାମ ଦେଲା ଗାଦ୍। 12 ଲେୟାର ଦାସୀ ସିଳ୍ପା ଦ୍ୱିତୀୟ ପୁତ୍ର ଯାକୁବ ପାଇଁ ଜନ୍ମ କଲା। 13 ଲେୟା କହିଲେ, “ମୁଁ ବହୁତ ଖୁସୀ! ଯୁବତୀଗଣ ମୋତେ ଆନନ୍ଦିନି ବୋଲିବେ।” ଏଣୁ ସେ ତା’ର ନାମ ଆଶେର ଦେଲେ।

14 ଅନନ୍ତର ଗହମ କଟା ସମୟରେ ରୁବେନ୍ ବାହାରକୁ ଯାଇ କ୍ଷେତରୁ ଦୂଦାଫଳ ପାଇ ଆଣି ଆପଣାମାତା ଲେୟାକୁ ଦେଲା। ତହୁଁ ରାହେଲ ଲେୟାକୁ କହିଲେ, “ଦୟାକରି ତୁମ୍ଭ ପୁତ୍ର ଆଣିଥିବା ଦୂଦାଫଳ କିଛି ମୋତେ ଦିଅ।”

15 ଲେୟା ଉତ୍ତର ଦେଲେ, “ତୁମ୍ଭେ ମୋ’ ସ୍ୱାମୀକୁ ହରଣ କରିଛ ତୁମ୍ଭେ ମୋର ପୁତ୍ରର ଦୂଦାଫଳ ହରଣ କରିବାକୁ ଚେଷ୍ଟା କରୁଛ।”

କିନ୍ତୁ ରାହେଲ କହିଲେ, “ଯଦି ତୁମ୍ଭେ ମୋତେ ତୁମ୍ଭ ପୁତ୍ରର ଦୂଦାଫଳ ଦିଅ ତେବେ ତୁମ୍ଭେ ଆଜି ରାତ୍ରିରେ ଯାକୁବ ସହିତ ଶୟନ କରି ପାରିବ।”

16 ସେହିଦିନ ସନ୍ଧ୍ୟାରେ ଯାକୁବ କ୍ଷେତରୁ ଫେରିବା ପରେ ଲେୟା ତାଙ୍କୁ ସାକ୍ଷାତ କରିବା ପାଇଁ ବାହାରକୁ ଗଲେ ଏବଂ କହିଲେ, “ତୁମ୍ଭେ ଆଜି ରାତିରେ ମୋ’ ପାଖରେ ଶୟନ କରିବ। କାରଣ ମୁଁ ଦୂଦାଫଳ ଦେଇ ତା’ର ବଦଳରେ ତୁମ୍ଭକୁ ପାଇଛି।” ତେଣୁ ସେହି ରାତ୍ରି ସେ ତା’ ସହିତ ଶୋଇଲେ।

17 ଏହା ପରେ ପରମେଶ୍ୱର ଲେୟାର ପ୍ରାର୍ଥନା ଶୁଣିଲେ ଏବଂ ସେ ବର୍ଭବତୀ ହେଲେ। ସେ ପଞ୍ଚମ ପୁତ୍ରକୁ ଜନ୍ମ ଦେଲେ। 18 ଲେୟା କହିଲେ, “ମୁଁ ସ୍ୱାମୀ ପାଇଁ ଆପଣା ଦାସୀକୁ ଦେଇଥିଲି, ପରମେଶ୍ୱର ତାହାର ବର୍ତ୍ତନ ମୋତେ ଦେଇଛନ୍ତି।” ଏଥିପାଇଁ ସେ ତାହାର ନାମ ଇଷାଖର ରଖିଲେ।

19 ଲେୟା ପୁନରାୟ ଗର୍ଭବତୀ ହୋଇ ଷଷ୍ଠ ସନ୍ତାନକୁ ଜନ୍ମ ଦେଲେ। 20 ଲେୟା କହିଲେ, “ପରମେଶ୍ୱର ମୋତେ ଏକ ସୁନ୍ଦର ଉପହାର ଦେଲେ। ବର୍ତ୍ତମାନ ଯାକୁବ ମୋତେ ସମାଦର କରିବେ। କାରଣ ମୁଁ ତାଙ୍କୁ ଛଅଟି ପୁତ୍ର ଦେଇଅଛି।” ତେଣୁ ଲେୟା ତାହାର ନାମ ସବୂଲୂନ୍ ଦେଲେ।

21 ଏହା ପରେ ଲେୟା ଏକ କନ୍ୟା ସନ୍ତାନ ଜନ୍ମ କଲେ। ସେ ତା’ର ନାମ ଦେଲେ ଦୀଣା।

22 ଏହା ପରେ ପରମେଶ୍ୱର ରାହେଲର ପ୍ରାର୍ଥନା ଗ୍ରହଣ କଲେ, ପରମେଶ୍ୱର ରାହେଲକୁ ମାତୃତ୍ୱ ଦେଲେ। 23 ରାହେଲ ଗର୍ଭବତୀ ହୋଇ ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ। ରାହେଲ କହିଲେ, “ପରମେଶ୍ୱର ମୋର ଲଜ୍ଜା ନେଇ ଯାଇଛନ୍ତି। 24 ସେ ମଧ୍ୟ କହିଲେ, ପରମେଶ୍ୱର ମୋତେ ଆଉ ଗୋଟିଏ ପୁତ୍ର ଅଧିକ ଦିଅନ୍ତୁ।” ସେଥିପାଇଁ ରାହେଲ ତା’ର ନାମ ଯୋଷେଫ ରଖିଲେ।

ଯାକୁବ ଲାବନକୁ ଫାନ୍ଦରେ ପକାଇଲେ

25 ରାହେଲ ଯୋଷେଫକୁ ଜନ୍ମ ଦେବା ପରେ, ଯାକୁବ ଲାବନକୁ କହିଲେ, “ଏବେ ମୋତେ ମୋର ନିଜ ଦେଶକୁ ଯିବାକୁ ଦିଅ। 26 ମୋର ସ୍ତ୍ରୀ ଏବଂ ପିଲାମାନଙ୍କ ପାଇଁ ମୁଁ ତୁମ୍ଭ ପାଖରେ କାମ କରିଛି। ଏବଂ ତୁମ୍ଭେ ଜାଣ ମୁଁ ଭଲଭାବରେ ତୁମ୍ଭର ସେବା କରିଛି।”

27 ଲାବନ ତାଙ୍କୁ କହିଲେ, “ମୋତେ କିଛି କହିବାକୁ ଦିଅ। ମୁଁ ଗୁଣି ବିଦ୍ୟା କରି ଜାଣି ପାରିଛି ଯେ, ସଦାପ୍ରଭୁ ତୁମ୍ଭ ହେତୁରୁ ମୋତେ ଆଶୀର୍ବାଦ କରିଛନ୍ତି। 28 ମୋତେ କହିବାକୁ ଦିଅ, ମୋତେ ତୁମ୍ଭକୁ କ’ଣ ଦେବା ଉଚିତ୍। ଏବଂ ତାହା ମୁଁ ତୁମ୍ଭକୁ ଦେବି।”

29 ଯାକୁବ ଉତ୍ତର ଦେଲେ, “ତୁମ୍ଭେ ଜାଣ ମୁଁ ତୁମ୍ଭ ପାଇଁ କଠିନ ପରିଶ୍ରମ କରିଛି। ମୁଁ ତୁମ୍ଭର ପଶୁଗଣକୁ ବୃଦ୍ଧି କରିଅଛି। ଏବଂ ବହୁ ଯତ୍ନ ନେଇଅଛି। 30 ଯେତେବେଳେ ମୁଁ ଆସିଲି ତୁମ୍ଭର ଖୁବ୍ କମ୍ ସମ୍ପତ୍ତି ଥିଲା। ବର୍ତ୍ତମାନ ବହୁତ ବୃଦ୍ଧି ପାଇଛି, ସଦାପ୍ରଭୁ ମୋ’ କାରଣରୁ ତୁମ୍ଭକୁ ଆଶୀର୍ବାଦ କରିଛନ୍ତି। ବର୍ତ୍ତମାନ ମୋର ନିଜ ପରିବାରକୁ ଯୋଗାଇବା ପାଇଁ ସମୟ ଆସିଛି।”

31 ଲାବନ କହିଲେ, “ତେବେ ମୋତେ ତୁମ୍ଭକୁ କ’ଣ ଦେବା ଉଚିତ୍?”

ଯାକୁବ ଉତ୍ତର ଦେଲେ, “ତୁମ୍ଭେ ମୋତେ କିଛି ଦିଅ ନାହିଁ। ଯେବେ ତୁମ୍ଭେ ମୋ’ ପାଇଁ ଗୋଟିଏ କାମ କରିବ, ତେବେ ମୁଁ ତୁମ୍ଭର ପଶୁମାନଙ୍କୁ ପୁନର୍ବାର ଚରାଇ ପ୍ରତିପାଳନ କରିବି। 32 ଆଜି ମୁଁ ତୁମ୍ଭର ସକଳ ପଲ ମଧ୍ୟଦେଇ ଯାଇ ମେଷଗଣ ମଧ୍ୟରୁ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଓ କୃଷ୍ଣବର୍ଣ୍ଣ ମେଷମାନଙ୍କୁ ପୁଣି ଛାଗଳଗଣ ମଧ୍ୟରୁ ବିନ୍ଦୁଚିହ୍ନିତ ଓ ଚିତ୍ରବିଚିତ୍ର ଛାଗଳମାନଙ୍କୁ ପୃଥକ କରିବି। ସେହିସବୁ ମୋର ବର୍ତ୍ତନ ସ୍ୱରୁପ ହେବ। 33 ଭବିଷ୍ୟତରେ ଯେତେବେଳେ ମୁଁ ସଚ୍ଚୋଟ ବୋଲି ତୁମ୍ଭେ ଜାଣି ପାରିବ। ଯଦି ତୁମ୍ଭେ ମୋର ମେଷପଲ ଦେଖିବାକୁ ଆସି ପାରିବ। ତୁମ୍ଭେ ମୋର ପଲକୁ ଦେଖି ପାର। ଅର୍ଥାତ୍ ଛାଗଳମାନଙ୍କ ମଧ୍ୟରେ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଛାଗଳ ଛଡ଼ା ଓ ମେଷଗଣ ମଧ୍ୟରେ କୃଷ୍ଣବର୍ଣ୍ଣ ମେଷ ବ୍ୟତୀତ ଯେତେ ଥିବେ ତାହା ମୋହର ଚୌର୍ଯ୍ୟରୂପେ ଗଣ୍ୟ ହେବ।”

34 ଲାବନ ଉତ୍ତର ଦେଲେ, “ତୁମ୍ଭେ ଯାହା କହିଲ ଆମ୍ଭେ ତାହା କରିବା ପାଇଁ ତୁମ୍ଭ ସହିତ ଏକମତ।” 35 ସେହି ଦିନ ଲାବନ ବିନ୍ଦୁଚିହ୍ନିତ ଛାଗଳମାନଙ୍କୁ ଲୁଗ୍ଭଇ ଦେଲେ। ଏବଂ ଚିତ୍ରବିଚିତ୍ର ଛାଗ ସବୁକୁ ଲୁଗ୍ଭଇ ଦେଲେ। ଲାବନ ସମସ୍ତ ମାଟିଆ ବର୍ଣ୍ଣ ମେଷଗଣକୁ ସେ ତା’ର ପୁତ୍ରମାନଙ୍କୁ ଯତ୍ନ ନେବାକୁ ଦେଲେ। 36 ସେଥିପାଇଁ ତାଙ୍କର ପୁଅମାନେ ସମସ୍ତ ଚିତ୍ରିତ ପଶୁଗଣକୁ ତିନି ଦିନ ରାସ୍ତା ଦୂରର ଏକ ସ୍ଥାନକୁ ନେଇଗଲେ। ଯାକୁବ ଅନ୍ୟ ସମସ୍ତ ଛାଡ଼ି ଯାଇଥିବା ପଶୁମାନଙ୍କର ଯତ୍ନ ନେଲେ।

37 ଯାକୁବ ଲି‌ବ୍‌ନୀ, ଲୂ‌ସ୍‌ ଓ ଅର୍ମୋନ୍ ବୃକ୍ଷର ନୂତନ ଶାଖା କାଟି ତହିଁରୁ ବ‌କ୍‌କଳ କାଢ଼ି କାଠର ଶୁକ୍ଳ ରେଖା ବାହାର କଲେ। 38 ଏହା ପରେ ଯେଉଁ ସ୍ଥାନକୁ ପଶୁମାନେ ଜଳପାନ କରିବାକୁ ଆସନ୍ତି, ସେହି ସ୍ଥାନରେ ସେମାନଙ୍କ ସମ୍ମୁଖସ୍ଥ ଜଳକୁଣ୍ଡ ମଧ୍ୟରେ ସେହି ବ‌କ୍‌କଳଶୂନ୍ୟ ଶାଖାସବୁ ଉଚ୍ଚ କରି ରଖିଲେ। ତେଣୁ ଜଳପାନ କରିବା ସମୟରେ ସେମାନେ ଫଳବତୀ ହେଲେ। 39 ପୁଣି ସେହି ଶାଖା ନିକଟରେ ସେମାନଙ୍କର ସଙ୍ଗମ ହେବାରୁ ପଶୁମାନେ ରେଖାଙ୍କିତ, ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ମେଷ ଛୁଆମାନ ଜନ୍ମ କଲେ।

40 ଯାକୁବ ସେହି ଚିତ୍ରବିଚିତ୍ର ଛୁଆମାନଙ୍କୁ ଅନ୍ୟ ପାଖରୁ ଭିନ୍ନ କଲେ। ପୁଣି ଲାବନ ରେଖାଙ୍କିତ ଓ କୃଷ୍ଣବର୍ଣ୍ଣ ସବୁ ମେଷ ପ୍ରତି ମେଷୀମାନଙ୍କର ଦୃଷ୍ଟି ରଖାଇଲେ। ଏହି ପ୍ରକାରେ ସେ ଲାବନର ପଲ ସହିତ ଆପଣା ପଲ ତନଖି ପୃଥକ କଲେ। 41 ଯେତେବେଳେ ବଳିଷ୍ଠ ପଶୁଗଣ ସଙ୍ଗମ କରନ୍ତି, ସେ ଜଳକୁଣ୍ଡ ମଧ୍ୟରେ ସେମାନଙ୍କର ଆଖିର ସମ୍ମୁଖରେ ସେହି ଶାଖାଗୁଡ଼ିକ ରଖିଲେ। କିନ୍ତୁ ସେ ଦୁର୍ବଳ ପଶୁମାନଙ୍କ ସମ୍ମୁଖରେ ରଖିଲେ ନାହିଁ। 42 ଦୁର୍ବଳ ପଶୁଗଣ ଲାବନର ଓ ବଳିଷ୍ଠ ପଶୁଗଣ ଯାକୁବର ହେଲେ। 43 ଏହିପରି ଯାକୁବ ଅତିଶୟ ଧନୀ ହେଲେ। ଏବଂ ତାଙ୍କର ପଶୁ, ଦାସଦାସୀ, ଓଟ ଓ ଗର୍ଦ୍ଦଭ ଯଥେଷ୍ଟ ହେଲେ।

ମାଥିଉ ଲିଖିତ ସୁସମାଗ୍ଭର 9:1-17

ଯୀଶୁ ଗୋଟିଏ ପକ୍ଷାଘାତ ରୋଗୀକୁ ସୁସ୍ଥ କଲେ(A)

ଯୀଶୁ ନୌକାରେ ବସି ହ୍ରଦର ଆର ପଟେ ଥିବା ନିଜ ନଗରକୁ ଫେରିଗଲେ। କେତେକ ଲୋକ ଜଣେ ପକ୍ଷାଘାତ ରୋଗୀକୁ ଯୀଶୁଙ୍କ ପାଖକୁ ଆଣିଲେ। ସେ ରୋଗୀଟି ଶେଯରେ ଶୋଇଥିଲା। ଯୀଶୁ ସେହି ଲୋକମାନଙ୍କର ଗଭୀର ବିଶ୍ୱାସ ଥିବାର ଦେଖିଲେ। ସେ ପକ୍ଷାଘାତ ରୋଗୀକୁ କହିଲେ, “ହେ ଯୁବକ! ସାହସ ରଖ। ତୁମ୍ଭର ସବୁପାପ କ୍ଷମା କରାଗଲା।”

କେତେକ ଯିହୂଦୀ ଧର୍ମଶାସ୍ତ୍ରୀ ଏହା ଶୁଣିଲେ। ସେମାନେ ନିଜ ନିଜ ଭିତରେ କୁହାକୁହି ହେଲେ, “ଏ ଲୋକଟି ଏମିତି କଥା କହୁଛି, ସତେ ଯେପରି ସେ ନିଜେ ପରମେଶ୍ୱର। ଏହା ଦ୍ୱାରା ସେ ପରମେଶ୍ୱରଙ୍କ ନିନ୍ଦା କରୁଛି।”

ସେମାନେ ଯାହା ଭାବୁଥିଲେ, ଯୀଶୁ ତାହା ଜାଣି ପାରିଲେ। ତେଣୁ ସେ କହିଲେ, “ତୁମ୍ଭମୋନେ ମନ ଭିତରେ ମନ୍ଦ ଭାବନା କାହିଁକି ଆଣୁଛ? ଏହି ପକ୍ଷାଘାତ ରୋଗୀଟିକୁ କେଉଁ ବିଷୟଟି କହିବା ଅଧିକ ସହଜ ହେବ: ‘ତୁମ୍ଭର ପାପ କ୍ଷମା କରି ଦିଆଗଲା’ ନା ‘ଉଠ, ଗ୍ଭଲିବା ଆରମ୍ଭ କର’? ମୁଁ ତୁମ୍ଭକୁ ଦେଖେଇ ଦେବି ଯେ, ଏ ଜଗତରେ ମନୁଷ୍ୟପୁତ୍ରଙ୍କର ପାପ କ୍ଷମା କରିଦେବାର ଶକ୍ତି ଅଛି।” ତା’ପରେ ଯୀଶୁ ସେହି ପକ୍ଷାଘାତ ରୋଗୀଟିକୁ କହିଲେ, “ଉଠ, ତୁମ୍ଭର ବିଛଣା ଧରି ଘରକୁ ଯାଅ।’

ପକ୍ଷାଘାତ ରୋଗୀଟି ଉଠି ଘରକୁ ଗ୍ଭଲିଗଲା। ଜମା ହୋଇଥିବା ଲୋକେ ଏ କଥା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ପରମେଶ୍ୱର ଜଣେ ମଣିଷକୁ ଏପରି ଶକ୍ତି ଦେଇଥିବାରୁ ସେମାନେ ପରମେଶ୍ୱରଙ୍କର ମହିମା ଗାନ କଲେ।

ଯୀଶୁ ମାଥିଉଙ୍କୁ ବାଛିଲେ(B)

ଯୀଶୁ ସେଠାରୁ ଯାଉ ଯାଉ ଦେଖିଲେ ଯେ, କରଆଦାୟ କେନ୍ଦ୍ରରେ ଜଣେ ଲୋକ ବସିଛନ୍ତି। ତାହାଙ୍କ ନାମ ଥିଲା ମାଥିଉ। ଯୀଶୁ ତାହାଙ୍କୁ କହିଲେ, “ମୋର ଅନୁସରଣ କର।” ମାଥିଉ ଉଠି ଯୀଶୁଙ୍କର ଅନୁଗମନ କଲେ।

10 ଯୀଶୁ ମାଥିଉଙ୍କ ଘରେ ଖାଉଥିଲେ। ସେ ଖାଇବା ବେଳେ ଅନେକ କରଆଦାୟକାରୀ ଓ ଅନେକ ପାପୀମାନେ ସେଠାରେ ପହଞ୍ଚିଲେ। ସେମାନେ ଯୀଶୁ ଓ ତାହାଙ୍କ ଅନୁଗାମୀମାନଙ୍କ ସହ ଖାଇଲେ। 11 ଫାରୂଶୀମାନେ ଏହା ଦେଖି ଯୀଶୁଙ୍କ ଅନୁଗାମୀମାନଙ୍କୁ ପଗ୍ଭରିଲେ, “ତୁମ୍ଭର ଗୁରୁ କରଆଦାୟକାରୀ ଓ ପାପୀମାନଙ୍କ ସହିତ କାହିଁକି ଖାଉଛନ୍ତି?”

12 ଫାରୂଶୀମାନଙ୍କ କଥା ଶୁଣି ଯୀଶୁ କହିଲେ, “ଜଣେ ସୁସ୍ଥଲୋକ ପାଇଁ ଡାକ୍ତର ଆବଶ୍ୟକ ନାହିଁ, କିନ୍ତୁ ଜଣେ ରୋଗୀ ପାଇଁ ଡାକ୍ତର ଦରକାର। 13 ମୁଁ ତୁମ୍ଭକୁ ଗୋଟିଏ କଥା କହିବି। ତୁମ୍ଭେ ଯାଇ ବୁଝ ଯେ ଏହି ଶାସ୍ତ୍ର ବାକ୍ୟର ଅର୍ଥ କ’ଣ: ‘ମୁଁ ପଶୁବଧ ଗ୍ଭହେଁ ନାହିଁ, ମୁଁ ଲୋକମାନଙ୍କ ଭିତରେ ଦୟାଭାବ ଗ୍ଭହେଁ।’ [a] ମୁଁ ଧାର୍ମିକ ଲୋକଙ୍କୁ ଡାକିବାକୁ ଆସି ନାହିଁ। ମୁଁ ପାପୀ ଲୋକଙ୍କୁ ଡାକିବାକୁ ଆସିଛି।”

ଯୀଶୁ ଅନ୍ୟ ଧାର୍ମିକ ଯିହୂଦୀଙ୍କ ଭଳି ନୁହନ୍ତି(C)

14 ଯୋହନଙ୍କ [b] ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସିଲେ, ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ଆମ୍ଭେ ଓ ଫାରୂଶୀମାନେ ଅଧିକାଂଶ ସମୟରେ ଉପବାସ କରୁଛୁ, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି?”

15 ଯୀଶୁ ସେମାନଙ୍କୁ କହିଲେ, “ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥିବ, ସେପର୍ଯ୍ୟନ୍ତ ବରଯାତ୍ରୀମାନେ ଦୁଃଖ କରିବେ କି? କିନ୍ତୁ ଦିନ ଆସିବ ବରକୁ ତାହାଙ୍କଠାରୁ ଛଡ଼େଇ ନିଆଯିବ। ସେତେବେଳେ ବରଯାତ୍ରୀମାନେ ଦୁଃଖୀ ହେବେ। ତା’ପରେ ସେମାନେ ଉପବାସ କରିବେ।

16 “କେହି କେବେ ପୁରୁଣା ଲୁଗା କଣାରେ ନୂଆ କନାର ତାଳି ପକାଏ ନାହିଁ, କାରଣ ନୂଆ କନା ଧୋଇବା ପୂର୍ବରୁ ଯାକି ହୋଇ ନ ଥାଏ। ନୂଆ କନାର ତାଳି ପକାଇ ଦେଲେ ତାହା ଯାକି ହେବା ବେଳକୁ ପୁରୁଣା ଲୁଗାକୁ ଗ୍ଭରିପଟୁ ଟାଣିଦେବ ଓ କଣାଟି ଆହୁରି ଅଧିକ ବଡ଼ ହୋଇଯିବ। 17 ଆହୁରି ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା ପାତ୍ରରେ ଢାଳନ୍ତି ନାହିଁ। ତା କଲେ, ପୁରୁଣା ପାତ୍ର ଫାଟିଯାଏ ଓ ଅଙ୍ଗୁରରସ ଢାଳି ହୋଇଯାଏ, ସେଥିପାଇଁ ସେମାନେ ନୂଆ ଦ୍ରାକ୍ଷାରସ ନୂଆ ଚମଡ଼ା ପାତ୍ରରେ ରଖନ୍ତି, ଏଥିରେ ଦ୍ରାକ୍ଷାରସ ଓ ପାତ୍ର ଦୁଇଟି ସୁରକ୍ଷିତ ରଖାଯାଇ ପାରିବ।”

Oriya Bible: Easy-to-Read Version (ERV-OR)

2010 by World Bible Translation Center