Old/New Testament
ଛାଡ଼ିବା ସମୟରେ ଯାକୁବ ଦୌଡ଼ି ପଳାଇଲେ
31 ଦିନେ ଯାକୁବ, ଲାବନ ଓ ତା’ର ପୁତ୍ରମାନେ କଥାବାର୍ତ୍ତା ହେଉଥିବାର ଶୁଣିଲେ। ସେମାନେ କହିଲେ, “ଯାକୁବ ସବୁକିଛି ନେଇ ଯାଇଛି ଯାହା ତାଙ୍କର ପିତାଙ୍କର ଥିଲା। ଆମ୍ଭମାନଙ୍କ ପିତାଙ୍କଠାରୁ ସବୁ ନେଇ ସେ ଧନୀ ହୋଇଛି।” 2 ଏହା ପରେ ଯାକୁବ ଜାଣି ପାରିଲେ ଯେ ଲାବନ ପୂର୍ବପରି ତା’ ସହିତ ବ୍ୟବହାର କରୁ ନାହିଁ। 3 ସଦାପ୍ରଭୁ ଯାକୁବକୁ କହିଲେ, “ତୁମ୍ଭେ ଆପଣା ନିଜ ଦେଶର ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ। ମୁଁ ତୁମ୍ଭ ସହିତ ରହିବି।”
4 ତେଣୁ ଯାକୁବ ପଶୁପଲ ନିକଟକୁ ଯାଇ ତାଙ୍କୁ ଦେଖା କରିବାକୁ ଲେୟା ଓ ରାହେଲକୁ କହିଲେ। 5 ଯାକୁବ ରାହେଲ ଓ ଲେୟାକୁ କହିଲେ, “ମୁଁ ଦେଖୁଛି ଯେ, ତୁମ୍ଭର ପିତା ମୋତେ ଯେପରି ବ୍ୟବହାର କରୁଥିଲେ ସେପରି କରୁ ନାହାନ୍ତି। କିନ୍ତୁ ମୋ’ ପିତାଙ୍କର ପରମେଶ୍ୱର ମୋ’ ସହିତ ଅଛନ୍ତି। 6 ତୁମ୍ଭେ ଉଭୟ ଜାଣ ମୁଁ ତୁମ୍ଭ ପିତାଙ୍କ ପାଇଁ ପାରୁ ପର୍ଯ୍ୟନ୍ତ ଖଟିଛି। 7 ତୁମ୍ଭର ପିତା ମୋତେ ପ୍ରତାରଣା କଲେ। ତୁମ୍ଭର ପିତା ମୋର ବେତନ ଦଶ ଥର ବଦଳାଇଛନ୍ତି। କିନ୍ତୁ ସଦାପ୍ରଭୁ ମୋତେ ରକ୍ଷା କଲେ। ସେ ଲାବନକୁ ମୋର କ୍ଷତି କରିବାକୁ ଦେଲେ ନାହିଁ।
8 “ଥରେ ଲାବନ କହିଲେ, ‘ତୁମ୍ଭେ ସମସ୍ତ ଛିଟିଛିଟିକା ଦାଗଥିବା ପଶୁମାନଙ୍କୁ ରଖ ତାହା ତୁମ୍ଭର ବର୍ତ୍ତନ ହେବ।’ ସେ ଏହା କହି ସାରିବା ପରେ ସମସ୍ତ ପଶୁମାନେ ଛିଟିଛିଟିଆ ଦାଗଥିବା ଛୁଆ ଜନ୍ମ କଲେ। ତେଣୁ ସେ ସବୁ ମୋର ହେଲା। କିନ୍ତୁ ଏହା ପରେ ଲାବନ କହିଲେ, ‘ଗାର-ଗାର ପଡ଼ିଥିବା ପଶୁଗୁଡ଼ିକ ତୁମ୍ଭର। ସେହିସବୁ ତୁମ୍ଭର ବର୍ତ୍ତନ ହେବ।’ ସେ ଏହା କହିସାରିବା ପରେ, ସମସ୍ତ ପଶୁମାନେ ରେଖାଙ୍କିତ ପଶୁମାନଙ୍କୁ ଜନ୍ମ ଦେଲେ। 9 ତେଣୁ ପରମେଶ୍ୱର ତୁମ୍ଭ ପିତାଙ୍କଠାରୁ ପଶୁମାନଙ୍କୁ ଆଣି ମୋତେ ଦେଲେ।
10 “ସେହି ସମୟରେ ମୁଁ ଏକ ସ୍ୱପ୍ନ ଦେଖିଥିଲି, ଯେଉଁ ପୁଂ ଛାଗ ମାଇ ଛାଗ ସହିତ ସଙ୍ଗମ କଲେ। ସେମାନେ ରେଖାଯୁକ୍ତ ଛିଟିଛିଟିକା ଓ ଦାଗ-ଦାଗ ଏବଂ ବିନ୍ଦୁଚିହ୍ନିତ ହୋଇଥିଲେ। 11 ସେତେବେଳେ ପରମେଶ୍ୱରଙ୍କର ଦୂତ ସ୍ୱପ୍ନରେ ମୋତେ ‘ଯାକୁବ’ ବୋଲି ଡାକନ୍ତେ!
“ମୁଁ କହିଲି, ‘ହଁ ମହାଶୟ, ମୁଁ ଏହିଠାରେ ଅଛି।’
12 “ପରମେଶ୍ୱରଙ୍କ ଦୂତ କହିଲେ, ‘ଏବେ ଅନାଇ ଦେଖ ମାଇ ଛାଗଗୁଡ଼ିକ ସହିତ ସଙ୍ଗମ କରୁଥିବା ପ୍ରତ୍ୟେକ ପୁଂ ଛାଗଗୁଡ଼ିକ ଗାର ଗାର, ଛିଟିଛିଟିକା ଓ ଦାଗ-ଦାଗ ହୋଇଗଲେ। ମୁଁ ଏହା ହେବାକୁ ଦେଉଛି କାରଣ ଲାବନ ତୁମ୍ଭ ସହିତ ଯେଉଁ ପ୍ରକାର ବ୍ୟବହାର କଲା ମୁଁ ଦେଖିଲି। 13 ମୁଁ ବୈଥେଲ୍ର ସେହି ପରମେଶ୍ୱର। ଯେଉଁଠାରେ ତୁମ୍ଭେ ଗୋଟିଏ ସ୍ତମ୍ଭ ଠିଆ କରିଥିଲ। ଏବଂ ମୋ’ ପାଖରେ ଏକ ଶପଥ କରିଥିଲ। ବର୍ତ୍ତମାନ ଉଠ ଏହି ଭୂମି ପରିତ୍ୟାଗ କରି ତୁମ୍ଭର ଗୃହକୁ ଯାଅ।’”
14 ରାହେଲ ଓ ଲେୟା ଉତ୍ତର ଦେଲେ, “ପିତାଙ୍କ ସମ୍ପତ୍ତିକୁ ପାଇବା ପାଇଁ କିଛି ବାକି ନାହିଁ। 15 ଆମ୍ଭେ ତାଙ୍କ ଆଖିରେ ବିଦେଶୀନି ତୁଲ୍ୟ। ସେ କେବଳ ଆମ୍ଭକୁ ତୁମ୍ଭଠାରେ ବିକ୍ରୟ କରି ନାହାନ୍ତି।” ସେ ସମସ୍ତ ଟଙ୍କା ଖର୍ଚ୍ଚ କରିଦେଇଛନ୍ତି, ଯାହା ଆମ୍ଭମାନଙ୍କର ହେବାର ଥିଲା। 16 ଏଣୁ ପରମେଶ୍ୱର ଆମ୍ଭମାନଙ୍କ ପିତାଙ୍କଠାରୁ ଯେଉଁସବୁ ଧନ ନେଇଅଛନ୍ତି, ସେହିସବୁ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନ ଗଣର। ଏଣୁ ପରମେଶ୍ୱର ଯାହା କହିଲେ, ତୁମ୍ଭେ ତାହା କର।”
17 ତେଣୁ ଯାକୁବ ଫେରିଯିବା ପାଇଁ ପ୍ରସ୍ତୁତ ହେଲେ। ତେଣୁ ସେ ତାଙ୍କର ପୁତ୍ରମାନଙ୍କୁ ଓ ସ୍ତ୍ରୀମାନଙ୍କୁ ଓଟରେ ବସାଇଲେ। 18 ତେଣୁ ସେମାନେ ଯାହା ପ୍ରାପ୍ତ ହୋଇଥିଲେ ପଦ୍ଦନ୍ ଅରାମରେ ସମସ୍ତ ଜୀବନ୍ତ ବସ୍ତୁ ଓ ସମ୍ପତ୍ତି ନେଲେ ଏବଂ ଗ୍ଭଲିଗଲେ। ସେମାନେ ଯାକୁବଙ୍କ ପିତା ଇସ୍ହାକଙ୍କ ଦେଶ କିଣାନକୁ ପ୍ରସ୍ଥାନ କଲେ।
19 ଏହି ସମୟରେ ଲାବନ ମେଷପଲରୁ ଲୋମ ଛେଦନ କରିବାକୁ ଯାଇଥିଲେ। ଯେତେବେଳେ ସେ ଯାଇଥିଲେ, ରାହେଲ ଆପଣା ପିତାଙ୍କର ଘରର ଦେବତାମାନଙ୍କୁ ଗ୍ଭେରି କଲେ।
20 ଏବଂ ଯାକୁବ ନ ଜଣାଇ ଦୂରକୁ ଯିବା ପାଇଁ ଲାବନଙ୍କୁ ଠକି ଦେଲେ। 21 ଯାକୁବ ତାଙ୍କର ପରିବାର ଓ ସମସ୍ତ ସମ୍ପତ୍ତି ଧରି ଶୀଘ୍ର ସେ ସ୍ଥାନ ଛାଡ଼ିଲେ। ସେ ଫରାତ୍ ନଦୀ ପାର ହୋଇ ଗିଲିୟଦ ପର୍ବତ ଅଞ୍ଚଳ ଆଡ଼େ ଗ୍ଭଲିଲେ।
22 ତିନି ଦିନ ଯିବାପରେ, ଲାବନକୁ କୁହାଗଲା, ଯାକୁବ ପଳାୟନ କରିଛି। 23 ତେଣୁ ଲାବନ ତା’ର ଲୋକମାନଙ୍କୁ ଏକତ୍ରିତ କରି ଯାକୁବକୁ ଧରିବା ପାଇଁ ତା’ ପଛରେ ଗୋଡ଼ାଇଲେ। ସାତ ଦିନ ପରେ ଲାବନ ଯାକୁବକୁ ଗିଲିୟଦର ପର୍ବତମୟ ଦେଶରେ ଭେଟିଲେ। 24 ସେହି ରାତିରେ ପରମେଶ୍ୱର ଲାବନକୁ ସ୍ୱପ୍ନରେ ଦର୍ଶନ ଦେଲେ। ପରମେଶ୍ୱର କହିଲେ, “ସାବଧାନ ହୁଅ! ଯାକୁବ କହିଥିବା ପ୍ରତ୍ୟେକ କଥା ପାଇଁ ସାବଧାନ ହୁଅ।”
ଗ୍ଭେରି ହୋଇଥିବା ଦେବତାଗଣର ଅନୁସନ୍ଧାନ
25 ତା’ ପରଦିନ ଲାବନ ଯାକୁବକୁ ଧରିଲେ। ଯାକୁବ ପର୍ବତ ଉପରେ ତାଙ୍କର ତମ୍ବୁ ପକାଇଲେ। ତେଣୁ ଲାବନ ଏବଂ ତାଙ୍କର ସମସ୍ତ ଲୋକମାନେ ପର୍ବତମୟ ଦେଶ ଗିଲିୟଦରେ ଛାଉଣି ପକାଇଲେ।
26 ଲାବନ ଯାକୁବକୁ କହିଲେ, “ତୁମ୍ଭେ କାହିଁକି ମୋତେ ପ୍ରତାରଣା କଲ? ତୁମ୍ଭେ କାହିଁକି ମୋର ଝିଅମାନଙ୍କୁ ଯୁଦ୍ଧ ବନ୍ଦୀପରି ନେଇଗଲ? 27 ମୋତେ ନ ଜଣାଇ ତୁମ୍ଭେ ପଳାଇ ଆସିଲ କାହିଁକି? ମୋତେ ତୁମ୍ଭେ ଜଣାଇ ଆସିଥିଲେ ମୁଁ ତୁମ୍ଭକୁ ଆହ୍ଲାଦ ଓ ଗାୟନ ପୁଣି ତବଲା ଓ ବୀଣାବାଦ୍ୟ ସହିତ ବିଦାୟ କରିଥା’ନ୍ତି। 28 ତୁମ୍ଭେ ମୋର ନାତି ଓ କନ୍ୟାଗଣଙ୍କୁ ବିଦାୟ କାଳୀନ ଚୁମ୍ବନ କରିବାକୁ ଦେଲ ନାହିଁ। ତୁମ୍ଭେ ଏପରି ଅଜ୍ଞାନ କର୍ମ କାହିଁକି କଲ? 29 ତୁମ୍ଭକୁ ଆଘାତ କରିବା ପାଇଁ ମୋର ଶକ୍ତି ଅଛି। କିନ୍ତୁ ଗତ ରାତିରେ ତୁମ୍ଭ ପିତାଙ୍କର ପରମେଶ୍ୱର ସ୍ୱପ୍ନରେ ମୋତେ ସତର୍କ କରାଇ ଦେଲେ, ତୁମ୍ଭକୁ ଉତ୍ସାହିତ ବା ହତୋତ୍ସାହିତ ନ କରିବାକୁ। 30 ମୁଁ ଜାଣେ ଯେ ତୁମ୍ଭେ ସ୍ୱଗୃହକୁ ଯିବାକୁ ଗ୍ଭହୁଁଥିଲ। ଯେଉଁଥିପାଇଁ ତୁମ୍ଭେ ସେ ସ୍ଥାନ ଛାଡ଼ିଲ। କିନ୍ତୁ ତୁମ୍ଭେ କାହିଁକି ମୋର ଦେବତାମାନଙ୍କୁ ଗ୍ଭେରାଇ ଆଣିଲ?”
31 ଯାକୁବ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ନ କହି ପଳାଇ ଆସିଲି କାରଣ ମୁଁ ତୁମ୍ଭକୁ ଭୟ କରୁଥିଲି। ମୁଁ ଭାବିଲି ତୁମ୍ଭେ ତୁମ୍ଭର କନ୍ୟାମାନଙ୍କୁ ମୋ’ଠାରୁ ଦୂରେଇ ନେବ। 32 କିନ୍ତୁ ମୁଁ ତୁମ୍ଭର ଦେବତାଗଣଙ୍କୁ ଗ୍ଭେରାଇ ଆଣି ନାହିଁ। ମାତ୍ର ତୁମ୍ଭେ ଯାହା ନିକଟରୁ ତାହା ପାଇବ ତାକୁ ହତ୍ୟା କରାଯିବ। ତୁମ୍ଭର ଲୋକମାନେ ମୋର ସାକ୍ଷୀ ରହିଲେ। ତୁମ୍ଭର ଏଠାରେ ଯାହାସବୁ ଅଛି ତୁମ୍ଭେ ତୁମ୍ଭର ଦେବତାଗଣଙ୍କୁ ଖୋଜି ପାରିବ। ତୁମ୍ଭର ଯାହା ଅଛି ତୁମ୍ଭେ ନେଇ ପାରିବ।” ରାହେଲ ତାହା ଗ୍ଭେରି କରିଛନ୍ତି ବୋଲି, ଯାକୁବ ଜାଣି ନ ଥିଲେ।
33 ତେଣୁ ଲାବନ ଯାକୁବର ଛାଉଣିରେ ଖୋଜିଲେ। ତା’ପରେ ସେ ଲେୟାର ତମ୍ବୁରେ ଖୋଜିଲେ। ଏହା ପରେ ସେ ଆସି ତାଙ୍କର ଦୁଇ ଦାସୀଙ୍କର ତମ୍ବୁରେ ଖୋଜିଲେ। କିନ୍ତୁ ସେଠାରେ ମଧ୍ୟ ସେ ପାଇଲେ ନାହିଁ। ଏହା ପରେ ଲାବନ ରାହେଲର ତମ୍ବୁକୁ ଗଲେ। 34 ରାହେଲ ସେହି ଦେବତାଗଣଙ୍କୁ ତାଙ୍କର ଓଟର ହାଉଦା ଭିତରେ ରଖି ତହିଁ ଉପରେ ବସିଥିଲା। ଲାବନ ସମସ୍ତ ତମ୍ବୁକୁ ଖୋଜିଲେ କିନ୍ତୁ କେଉଁଠାରେ ପାଇଲେ ନାହିଁ।
35 ଏବଂ ରାହେଲ ତାଙ୍କର ପିତାଙ୍କୁ କହିଲେ, “ମୋ’ ଉପରେ କ୍ରୋଧ କର ନାହିଁ। ମୁଁ ତୁମ୍ଭ ସମ୍ମୁଖରେ ଠିଆ ହେବାକୁ ଅସମର୍ଥ, କାରଣ ମୋର ମାସିକ ଋତୁସ୍ରାବ ହୋଇଅଛି।” ତେଣୁ ଲାବନ ସବୁଆଡ଼େ ଖୋଜିଲେ କିନ୍ତୁ କେଉଁଠାରେ ତାଙ୍କର ମୂର୍ତ୍ତିଗୁଡ଼ିକୁ ପାଇଲେ ନାହିଁ।
36 ଏହା ପରେ ଯାକୁବ ବହୁତ କ୍ରୋଧ କଲେ। ଯାକୁବ କହିଲେ, “ମୋର କି ଦୋଷ ଅଛି? ମୁଁ କିପରି ତୁମ୍ଭକୁ ଅପମାନିତ କଲି? କାହିଁକି ତୁମ୍ଭେ ମୋତେ ଗୋଡ଼ାଇଲ ଏବଂ ମୋତେ ଅଟକାଇଲ? 37 ମୋର ସମସ୍ତ ଦ୍ରବ୍ୟ ତୁମ୍ଭେ ଖୋଜିଲ କିନ୍ତୁ ତୁମ୍ଭର ଦେବତାଗଣଙ୍କୁ ପାଇଲ ନାହିଁ। ଯଦି ତୁମ୍ଭେ ତାହା ପାଇଛ ତେବେ ତୁମ୍ଭେ ତାହା ଦେଖାଅ, ଆମ୍ଭର ସମସ୍ତ ଲୋକ ତାହା ଦେଖିବେ। କେଉଁଟି ଠିକ୍ ତାହା ଲୋକମାନଙ୍କୁ ନିଷ୍ପତ୍ତି କରିବାକୁ ଦିଅ। 38 ମୁଁ ତୁମ୍ଭ ପାଇଁ କୋଡ଼ିଏ ବର୍ଷ କଠିନ ପରିଶ୍ରମ କରିଅଛି। ସେହି ସମସ୍ତ ସମୟରେ ତୁମ୍ଭର ମେଷ ଓ ଛେଳିଗୁଡ଼ିକ ଗର୍ଭପାତ ହୋଇ ନାହିଁ, କିମ୍ବା ମୁଁ ସେଗୁଡ଼ିକୁ ଖାଇଯାଇ ନାହିଁ। 39 ଯେତେବେଳେ ତୁମ୍ଭର ମେଷ ଓ ଛେଳି ହିଂସ୍ର ଜନ୍ତୁମାନଙ୍କ ଦ୍ୱାରା ଖଣ୍ଡିଆ ଖାବରା ହେଲେ, ମୁଁ ତୁମ୍ଭର କ୍ଷତି କରି ଛାଡ଼ି ଦେଲି ନାହିଁ। କିନ୍ତୁ ମୋର ନିଜର ମେଷ ବା ଛେଳି ତା’ ସ୍ଥାନରେ ରଖିଲି। ଯଦି କିଛି ରାତି ବା ଦିନରେ ଗ୍ଭେରି ହେଉଥିଲା ମୋର ନିଜର ପଶୁ ତା’ ସ୍ଥାନରେ ଯୋଗାଇଲି। 40 ଦିନର ଖରା ଏବଂ ରାତିର ଥଣ୍ଡାରେ ମୁଁ କାର୍ଯ୍ୟ କରିଛି, ମୁଁ ନ ଶୋଇ ତୁମ୍ଭର ସେବା କଲି। 41 ମୁଁ କୋଡ଼ିଏ ବର୍ଷକାଳ ତୁମ୍ଭ ନିକଟରେ ରହିଲି, ତୁମ୍ଭର ଦୁଇ ଝିଅ ନିମନ୍ତେ ଚଉତ ବର୍ଷ ଓ ପଶୁମାନଙ୍କ ନିମନ୍ତେ ଛଅ ବର୍ଷ କର୍ମ କଲି। ଏଥି ମଧ୍ୟରେ ତୁମ୍ଭେ ଦଶଥର ମୋହର ବର୍ତ୍ତନ ପରିବର୍ତ୍ତନ କରିଅଛ। 42 ମୋହର ପୂର୍ବପୁରୁଷଙ୍କ ପରମେଶ୍ୱର ଅବ୍ରହାମଙ୍କ ପରମେଶ୍ୱର ଓ ଇସ୍ହାକଙ୍କର ଭୟନାଶକ ପରମେଶ୍ୱର ଯେବେ ମୋ’ ସହିତ ନ ଥା’ନ୍ତେ, ତେବେ ଅବଶ୍ୟ ଏବେ ତୁମ୍ଭେ ମୋତେ ତୁଚ୍ଛା ହାତରେ ବିଦାୟ କରିଥା’ନ୍ତ। ପରମେଶ୍ୱର ମୋର ଦୁଃଖ ଓ ହସ୍ତର ପରିଶ୍ରମ ଦେଖି ଅଛନ୍ତି। ଏଣୁ ଗତ ରାତ୍ରିରେ ତୁମ୍ଭକୁ ଧମକାଇଲେ।”
ଯାକୁବ ଏବଂ ଲାବନର ଚୁକ୍ତି
43 ଲାବନ ଯାକୁବକୁ କହିଲେ, “ତୁମ୍ଭ ସ୍ତ୍ରୀମାନେ ମୋର କନ୍ୟା ଏବଂ ଏହି ପିଲାମାନେ ମଧ୍ୟ ମୋର। ଏବଂ ଏସମସ୍ତ ପଶୁମାନେ ମଧ୍ୟ ମୋର। ଏଠାରେ ଯେତେ ସବୁ ଦେଖୁଛ ତାହା ସବୁ ମୋର। ଏଣୁ ମୋର ଏହି କନ୍ୟାମାନଙ୍କୁ ଓ ଏମାନଙ୍କ ଜନ୍ମତି ସନ୍ତାନମାନଙ୍କୁ ମୁଁ କ’ଣ କରିବି? 44 ତେଣୁ ଆମ୍ଭେ ଦୁହେଁ ଚୁକ୍ତି ସ୍ଥିର କରିବା, ତାହା ଆମ୍ଭମାନଙ୍କର ସାକ୍ଷୀ ହେବ।”
45 ସେତେବେଳେ ଯାକୁବ ଖଣ୍ଡିଏ ପ୍ରସ୍ତର ଘେନି ସ୍ତମ୍ଭ ରୂପେ ସ୍ଥାପନ କଲେ। 46 ପୁଣି ଯାକୁବ ଆପଣା ନିଜ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ପ୍ରସ୍ତର ସଂଗ୍ରହକର, ତହିଁରେ ସେମାନେ ପ୍ରସ୍ତର ଆଣି ଗୋଟିଏ ରାଶି କରନ୍ତେ ସମସ୍ତେ ସେହି ସ୍ଥାନରେ ସେହି ପଥରଗଦା ଉପରେ ଭୋଜନ କଲେ। 47 ଲାବନ ସେହି ସ୍ଥାନର ନାମ ଦେଲେ ଯିଗର୍-ସାହଦୂଥା [a] କିନ୍ତୁ ଯାକୁବ ସେହି ସ୍ଥାନର ନାମ ରଖିଲେ ଗଲ-ୟଦ।
48 ଲାବନ ଯାକୁବକୁ କହିଲେ, “ଏହି ରାଶି ଆଜି ତୁମ୍ଭ ଆମ୍ଭର ସାକ୍ଷୀ ହୋଇ ରହିଲା” ଯେଉଁଥିପାଇଁ ତାହାର ନାମ ଗଲ-ୟଦ ଓ ମିସ୍ପା ରଖିଲେ।
49 ଏହା ପରେ ଲାବନ କହିଲେ, “ସଦାପ୍ରଭୁ ଆମ୍ଭର ପର୍ଯ୍ୟବେକ୍ଷଣ କରନ୍ତୁ ଏବଂ ଆମ୍ଭର ମଧ୍ୟସ୍ଥ ହୁଅନ୍ତୁ।” ଯେତେବେଳେ ଆମ୍ଭେମାନେ ପରସ୍ପରଠାରୁ ଦୂରରେ ରହିବୁ। ତା’ପରେ ସେ ଏହାକୁ ମଧ୍ୟ ଡାକିଲେ: ମିସ୍ପା।
50 ଏହା ପରେ ଲାବନ କହିଲେ, “ଯଦି ତୁମ୍ଭେ ମୋର କନ୍ୟାମାନଙ୍କୁ ଆଘାତ କର ତେବେ ପରମେଶ୍ୱର ତୁମ୍ଭକୁ ଆଘାତ ଦେବେ। ଯଦି ତୁମ୍ଭେ ଅନ୍ୟ ସ୍ତ୍ରୀକୁ ବିବାହ କର ମନେରଖ, ପରମେଶ୍ୱର ଦେଖୁଛନ୍ତି। 51 ଏହିଠାରେ ଯେଉଁ ରାଶି ପୋତା ଯାଇଅଛି ପୁଣି ଆମ୍ଭ ଦୁହିଁଙ୍କର ମଧ୍ୟବର୍ତ୍ତୀ ସ୍ଥାପିତ ଏହି ସ୍ତମ୍ଭ ଦେଖ ଯାହାକି ଆମ୍ଭେ ଚୁକ୍ତି କରିଛୁ। 52 ମୁଁ ଅହିତ କରିବା ପାଇଁ ଏହି ରାଶି ପାର ହୋଇ ତୁମ୍ଭ ନିକଟକୁ ଯିବି ନାହିଁ। ତୁମ୍ଭେ ମଧ୍ୟ ଏହାକୁ ପାର ହୋଇ ମୋ’ ନିକଟକୁ ଆସିବ ନାହିଁ। ଏଥିର ସାକ୍ଷୀ ଏହି ରାଶି ଓ ଏଥିର ସାକ୍ଷୀ ଏହି ସ୍ତମ୍ଭ। 53 ଅବ୍ରହାମଙ୍କର ପରମେଶ୍ୱର, ନାହୋରର ପରମେଶ୍ୱର ଓ ସେମାନଙ୍କର ପୂର୍ବପୁରୁଷଙ୍କ ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ବିଗ୍ଭର କରିବେ।”
ସେତେବେଳେ ଯାକୁବ ପରମେଶ୍ୱରଙ୍କଠାରେ ଶପଥ କଲେ ଯାହା ତାଙ୍କର ପିତା ଇସ୍ହାକଙ୍କର “ଭୟ ବୋଲି କହୁଥିଲେ”। 54 ଏହା ପରେ ସେ ସେହି ପର୍ବତରେ ବଳିଦାନ କରି ଆହାର କରିବା ନିମନ୍ତେ ଆପଣା ନିଜ ଲୋକଙ୍କୁ ଡାକିଲେ। ତହିଁରେ ସେମାନେ ଭୋଜନ କରି ପର୍ବତରେ ରାତ୍ରିସାରା ରହିଲେ। 55 ଏହା ପରେ ଲାବନ ପ୍ରଭାତରେ ଉଠି ଆପଣା କନ୍ୟାମାନଙ୍କୁ ଓ ବାଳକମାନଙ୍କୁ ଚୁମ୍ବନ କରି ଆଶୀର୍ବାଦ କଲେ। ଏହିରୂପେ ଲାବନ ସ୍ୱସ୍ଥାନକୁ ଫେରିଗଲେ।
ଏଷୌଙ୍କ ସହିତ ପୁନର୍ମିଳନ
32 ଏଣୁ ଯାକୁବ ସେହିସ୍ଥାନ ଛାଡ଼ିଲେ। ସେ ଯିବା ବାଟରେ ପରମେଶ୍ୱରଙ୍କ ଦୂତମାନେ ତାଙ୍କୁ ଭେଟିଲେ। 2 ଯେତେବେଳେ ଯାକୁବ ସେମାନଙ୍କୁ ଦେଖିଲେ, ସେ କହିଲେ, “ଏହା ହେଉଛି ପରମେଶ୍ୱରଙ୍କର ଛାଉଣି” ତେଣୁ ଯାକୁବ ସେହି ସ୍ଥାନର ନାମ ମହନୟିମ୍ ରଖିଲେ।
3 ଯାକୁବଙ୍କ ଭାଇ ଏଷୌ ସେୟୀର ଅଞ୍ଚଳରେ ବାସ କରୁଥିଲେ। ସେ ଅଞ୍ଚଳ ଥିଲା ଇଦୋମର ପର୍ବତମୟ ଦେଶ। ଯାକୁବ ଏଷୌ ନିକଟକୁ ଦୂତ ପଠାଇଲେ। 4 ଯାକୁବ ଦୂତମାନଙ୍କୁ କହିଲେ, “ଏହି କଥା ମୋର ଜ୍ୟେଷ୍ଠ ଭ୍ରାତା ଏଷୌଙ୍କୁ କୁହ, ‘ତୁମ୍ଭର ଦାସ ଯାକୁବ କହିଲା, ଏହି ଦିନଗୁଡ଼ିକ ମୁଁ ଲାବନ ସହିତ ବାସ କରିଛି। 5 ମୋର ଗାଈଗୁଡ଼ିକ, ଗର୍ଦ୍ଦଭଗୁଡ଼ିକ, ପଶୁଗଣ, ମନୁଷ୍ୟଗଣ, ସେବକ ଓ ସେବିକାଗଣ ଅଛନ୍ତି। ମୁନିବ, ମୁଁ ଅନୁଗ୍ରହ ପାଇବା ନିମନ୍ତେ ଏହି ଦୂତଗଣଙ୍କୁ ପଠାଉଛି। ଦୟାକରି ସେମାନଙ୍କୁ ଗ୍ରହଣ କର।’”
6 ଦୂତଗଣ ଯାକୁବଙ୍କ ପାଖକୁ ଯାଇ କହିଲେ, “ଆମ୍ଭେ ତୁମ୍ଭର ଭାଇ ଏଷୌ ନିକଟକୁ ଗଲୁ। ସେ ତୁମ୍ଭକୁ ଭେଟିବାକୁ ଆସୁଛନ୍ତି ଓ ତାଙ୍କ ସହିତ 400 ଲୋକ ଅଛନ୍ତି।”
7 ସେହି ବାର୍ତ୍ତା ଯାକୁବଙ୍କୁ ଭୟଭୀତ କଲା। ସେ ତାଙ୍କ ସହିତ ଥିବା ଲୋକମାନଙ୍କୁ ଦୁଇ ଦଳରେ ବିଭକ୍ତ କଲେ। ଗୋମେଷାଦି ଆଦି ସମସ୍ତ ପଲ ଓ ଓଟମାନଙ୍କୁ ଭିନ୍ନ ଭିନ୍ନ ଦୁଇ ଦଳ କଲେ। 8 ଯାକୁବ ଚିନ୍ତା କଲେ, “ଯଦି ଏଷୌ ଆସି ଗୋଟିଏ ଦଳକୁ ବିନାଶ କରେ, ତେବେ ଅନ୍ୟ ଦଳ ଦୌଡ଼ିଯାଇ ଜୀବନ ରକ୍ଷା କରିବେ।”
9 ସେତେବେଳେ ଯାକୁବ କହିଲେ, “ହେ ମୋର ପିତା ଅବ୍ରହାମଙ୍କର ପରମେଶ୍ୱର! ମୋର ପିତା ଇସ୍ହାକର ପରମେଶ୍ୱର! ହେ ସଦାପ୍ରଭୁ ତୁମ୍ଭେ ମୋତେ କହିଲ, ମୋର ଜନ୍ମିତ ସ୍ଥାନକୁ ଫେରିଯିବା ପାଇଁ। ତୁମ୍ଭେ ମୋର ସହାୟ ହେବ। 10 ତୁମ୍ଭେ ମୋତେ ଦୟା ଦେଖାଇ ଆସିଅଛ। ତୁମ୍ଭେ ମୋର ବହୁତ ମଙ୍ଗଳ କରିଅଛ। ମୁଁ ସେ କୌଣସି ବିଷୟ ପାଇଁ ଯୋଗ୍ୟ ନୁହେଁ। ମୁଁ ଯେତେବେଳେ ପ୍ରଥମ ଥର ଯର୍ଦ୍ଦନ ନଦୀ ପାରି ହେଲି, କେବଳ ଏ ବାଡ଼ି ଛଡ଼ା ମୋର କିଛି ନ ଥିଲା। କିନ୍ତୁ ବର୍ତ୍ତମାନ ମୋର ପରିବାର, ଜୀବଜନ୍ତୁ ଏତେ ବେଶୀ ଯେ ଦୁଇଟା ଶିବିର ହୋଇପାରେ। 11 ମୁଁ ବିନତି କରୁଅଛି କୃପାକରି ମୋତେ ମୋର ଭାଇଠାରୁ ରକ୍ଷା କର। ମୋତେ ଏଷୌଠାରୁ ରକ୍ଷା କର। ମୁଁ ତାଙ୍କୁ ଭୟ କରୁଛି। ମୁଁ ଭୟ କରୁଛି ଯେ ସେ ଆମ୍ଭ ସମସ୍ତଙ୍କୁ ହତ୍ୟା କରିବ। ଏପରିକି ମା’ ଓ ତାଙ୍କ ପିଲାମାନଙ୍କୁ ମଧ୍ୟ। 12 ହେ ସଦାପ୍ରଭୁ, ତୁମ୍ଭେ ମୋତେ କହିଲ, ‘ମୁଁ ତୁମ୍ଭଙ୍କୁ ସାହାଯ୍ୟ କରିବି। ମୁଁ ତୁମ୍ଭର ପରିବାରକୁ ସମୁଦ୍ରର ବାଲି ପରି ବୃଦ୍ଧି କରିବି, ଯାହାକୁ କେହି ଗଣି ପାରିବେ ନାହିଁ।’”
13 ଯାକୁବ ରାତିରେ ସେହି ସ୍ଥାନରେ ରହିଲେ, ତାଙ୍କର ଭାଇ ଏଷୌକୁ କିଛି ଉପହାର ଦେବା ପାଇଁ ଯାକୁବ ପ୍ରସ୍ତୁତ ହେଲେ। 14 ଯାକୁବ ଦୁଇଶହ ମାଈଛେଳି ଓ କୋଡ଼ିଏଟି ଛେଳି, ଦୁଇଶହ ମାଈମେଣ୍ଢା ଓ କୋଡ଼ିଏଟି ଅଣ୍ଡିରା ମେଣ୍ଢା ଦେବାକୁ ସ୍ଥିର କଲେ। 15 ଯାକୁବ ସବତ୍ସା ଦୁଗ୍ଧବତୀ ତିରିଶ୍ ମାଈଓଟ, ଗ୍ଭଳିଶ୍ ଗାଈ, ଦଶ ବୃଷ, କୋଡ଼ିଏ ଗଧ ଓ ଦଶ ଗୋଟି ବାଛୁରି ପ୍ରସ୍ତୁତ କଲେ। 16 ଯାକୁବ ପଲସବୁ ପୃଥକ କରି ଆପଣା ଦାସମାନଙ୍କ ହସ୍ତରେ ଏକ ପଲ ସମର୍ପଣ କରି ସେମାନଙ୍କୁ ଆଜ୍ଞା ଦେଲେ, “ତୁମ୍ଭେମାନେ ମୋର ଆଗେ ଆଗେ ଯାଅ। ପୁଣି ମଝିରେ ମଝିରେ ସ୍ଥାନ ରଖି ପ୍ରତ୍ୟେକ ପଲକୁ ପୃଥକ କର।” 17 ଯାକୁବ ଏହି ଆଦେଶ ତାଙ୍କର ଦାସମାନଙ୍କୁ ଦେଲେ। ପ୍ରଥମ ଦଳର ଦାସକୁ ଯାକୁବ କହିଲେ, “ଯେତେବେଳେ ଏଷୌ, ମୋର ଭାଇ ତୁମ୍ଭ ପାଖକୁ ଆସି ପଗ୍ଭରେ, ‘ତୁମ୍ଭେ କାହାର ଦାସ? ତୁମ୍ଭେ କେଉଁଠାକୁ ଯାଉଛ? ଏହି ପଶୁଗୁଡ଼ିକ କାହାର?’ 18 ତା’ପରେ ତୁମ୍ଭେ ଉତ୍ତର ଦେବ, ଏହି ପଶୁଗୁଡ଼ିକ ତୁମ୍ଭ ଦାସ ଯାକୁବର, ମୋର ମୁନିବ ଯାକୁବ ତୁମ୍ଭକୁ ଏହା ଉପହାର ଦେଇଛନ୍ତି। ଏବଂ ଯାକୁବ ମଧ୍ୟ ଆମ ପଛେ ପଛେ ଆସୁଛନ୍ତି।”’
19 ଯାକୁବ ଏହିପରି କହିବାକୁ ତାଙ୍କର ଦ୍ୱିତୀୟ ଦଳର ଦାସ ଓ ତୃତୀୟ ଦଳର ଦାସ ଏବଂ ସମସ୍ତ ଦାସଙ୍କୁ ଏହିପରି କହିଲେ। ସେ କହିଲେ, “ତୁମ୍ଭେ ସମସ୍ତେ ଏହିପରି କହିବ ଯେତେବେଳେ ଏଷୌକୁ ତୁମ୍ଭେମାନେ ଭେଟିବ। 20 ତୁମ୍ଭେମାନେ କହିବ, ‘ଏହିସବୁ ତୁମ୍ଭ ପାଇଁ ଉପହାର ଅଟେ। ଏବଂ ତୁମ୍ଭର ଦାସ ଯାକୁବ ତୁମ୍ଭ ପଛରେ ଆସୁଛନ୍ତି।”’
ଯାକୁବ ଭାବିଲେ, “ଯଦି ମୁଁ ଏହି ଲୋକମାନଙ୍କୁ ଉପହାର ଦେଇ ଆଗରେ ପଠାଇ ଦିଏ, ହୋଇପାରେ ଏଷୌ ମୋତେ କ୍ଷମା ଦେଇପାରେ ଏବଂ ମୋତେ ଗ୍ରହଣ କରିପାରେ।” 21 ତେଣୁ ଯାକୁବ ଉପହାରଗୁଡ଼ିକ ଏଷୌ ନିକଟକୁ ପଠାଇ ଦେଲେ। କିନ୍ତୁ ଯାକୁବ ରାତ୍ରିରେ ସେହି ଛାଉଣିରେ ରହିଲେ।
22 ସେହି ରାତ୍ରିରେ ଯାକୁବ ଉଠି ସେହି ସ୍ଥାନ ଛାଡ଼ିଲେ। ଯାକୁବ ତାଙ୍କର ଦୁଇ ସ୍ତ୍ରୀ, ଏଗାର ଜଣ ପିଲାମାନଙ୍କୁ ଏବଂ ତାଙ୍କର ଦାସୀକୁ ନେଇ ଗଲେ। ଯାକୁବ ଯବ୍ବୋକ ପାର କରାଇବା ପାଇଁ ସଙ୍ଗରେ ନେଲେ। 23 ଯାକୁବ ତାଙ୍କର ପରିବାରକୁ ଏବଂ ତାଙ୍କର ସମସ୍ତ ଦ୍ରବ୍ୟକୁ ନଦୀ ପାର କରାଇଲେ।
ଜଣକ ସହିତ ଅନ୍ୟ ଜଣଙ୍କ ଯୁଦ୍ଧ
24 ଯାକୁବ ଏକୁଟିଆ ରହିଗଲେ ଏବଂ ଜଣେ ମନୁଷ୍ୟ ତାଙ୍କ ସହିତ ସକାଳ ପର୍ଯ୍ୟନ୍ତ ମଲ୍ଲଯୁଦ୍ଧ କଲେ। 25 ସେହି ଲୋକଟି ଦେଖିଲେ ସେ ଯାକୁବଙ୍କୁ ପରାସ୍ତ କରି ପାରିବେ ନାହିଁ। ତେଣୁ ସେ ଯାକୁବଙ୍କର ଗୋଡ଼କୁ ଟାଣି ଦେବାରୁ ତାଙ୍କର ଗୋଡ଼ ଖଞ୍ଜାରୁ ଛାଡ଼ିଗଲା।
26 ଆଉ ସେହି ଲୋକଟି ଯାକୁବଙ୍କୁ କହିଲେ, “ମୋତେ ଯିବାକୁ ଦିଅ କାରଣ ପ୍ରଭାତ ହୋଇଗଲା।”
କିନ୍ତୁ ଯାକୁବ କହିଲେ, “ମୁଁ ତୁମ୍ଭକୁ ଯିବାକୁ ଦେବି ନାହିଁ, ଯେପର୍ଯ୍ୟନ୍ତ ମୋତେ ଆଶୀର୍ବାଦ ନ କରିଛ।”
27 ଏବଂ ସେହି ଲୋକଟି ତାଙ୍କୁ କହିଲେ, “ତୁମ୍ଭର ନାମ କ’ଣ?”
ଏବଂ ଯାକୁବ ଉତ୍ତର ଦେଲେ, “ମୋର ନାମ ଯାକୁବ ଅଟେ।”
28 ଏହା ପରେ ସେହି ମନୁଷ୍ୟଟି କହିଲେ, “ଆଉ ତୁମ୍ଭର ନାମ ଯାକୁବ ହେବ ନାହିଁ। ତୁମ୍ଭର ନାମ ଇସ୍ରାଏଲ ହେବ ଏବଂ ତୁମ୍ଭେ ସେହି ନାମରେ ପରିଚିତ ହେବ କାରଣ ତୁମ୍ଭେ ପରମେଶ୍ୱରଙ୍କ ସହିତ ଏବଂ ମନୁଷ୍ୟ ସହିତ ଯୁଦ୍ଧ କରି ଜୟଲାଭ କଲ।”
29 ଏହା ପରେ ଯାକୁବ ତାଙ୍କୁ ପଗ୍ଭରିଲେ, “ଦୟାକରି ତୁମ୍ଭର ନାମ କୁହ।”
କିନ୍ତୁ ସେହି ଲୋକଟି କହିଲେ, “ତୁମ୍ଭେ କାହିଁକି ଆମ୍ଭର ନାମ ପଗ୍ଭରୁ ଅଛ?” ଏହି ସମୟରେ ସେହି ଲୋକଟି ଯାକୁବଙ୍କୁ ଆଶୀର୍ବାଦ କଲେ।
30 ତେଣୁ ଯାକୁବ ସେହି ସ୍ଥାନର ନାମ ପନୂୟେଲ ଦେଲେ। ତା’ପରେ ସେ କହିଲେ, “ମୁଁ ପରମେଶ୍ୱରଙ୍କୁ ମୁହାଁମୁହିଁ ଦେଖିଲେ ବି ମୋର ଜୀବନ ବଞ୍ଚି ରହିଲା।” 31 ଏହା ପରେ ସୂର୍ଯ୍ୟୋଦୟ ବେଳକୁ ସେ ପନୂୟେଲ ପାର ହେଲାମାତ୍ରେ ତାଙ୍କର ଗୋଡ଼ ଯୋଗୁଁ ଛୋଟାଇ ଗ୍ଭଲିଲେ। 32 ତେଣୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର ସନ୍ତାନମାନେ ଉପରିସ୍ଥ ସନ୍ଧିଶିରା ବା ଏ ସନ୍ଧିଶିରାର ମାଂସ ଭୋଜନ କରନ୍ତି ନାହିଁ। କାରଣ ସନ୍ଧିଶିରାରେ ଯାକୁବଙ୍କୁ ଆଘାତ ଲାଗିଥିଲା।
ଯୀଶୁ ଗୋଟିଏ ମୃତ ଝିଅଟିକୁ ଜୀବନ ଦେଲେ ଓ ଅସୁସ୍ଥ ସ୍ତ୍ରୀଲୋକଟିକୁ ସୁସ୍ଥ କରିଦେଲେ(A)
18 ଯୀଶୁ ଏ ବିଷୟ କହୁଥିବା ସମୟରେ ଯିହୂଦୀ ପ୍ରାର୍ଥନାଗୃହର ଜଣେ ଅଧ୍ୟକ୍ଷ ଆସିଲେ। ସେ ଯୀଶୁଙ୍କ ଆଗରେ ଆଣ୍ଠୁମାଡ଼ି ବସି ପଡ଼ିଲେ ଓ କହିଲେ, “ମୋର ଝିଅ ଏବେ ମରିଗଲା। ତୁମ୍ଭେ ଆସି ତା’ଉପରେ ହାତ ରଖିଦିଅ, ତା’ହେଲେ ସେ ପୁଣି ବଞ୍ଚି ଉଠିବ।”
19 ଯୀଶୁ ଉଠିଲେ। ସେ ଅଧ୍ୟକ୍ଷଙ୍କ ସହିତ ସେଠାକୁ ବାହାରିଲେ। ତାହାଙ୍କ ଶିଷ୍ୟମାନେ ମଧ୍ୟ ତାହାଙ୍କ ସହିତ ସେଠାକୁ ଗଲେ।
20 ସେଠାରେ ଜଣେ ସ୍ତ୍ରୀଲୋକ ଥିଲା, ତା’ର ବାରବର୍ଷ ଧରି ରକ୍ତସ୍ରାବ ହେଉଥିଲା। ସେ ସ୍ତ୍ରୀଲୋକଟି ଯୀଶୁଙ୍କ ପଛ ପଟକୁ ଆସି ତାହାଙ୍କ ପିନ୍ଧା ବସ୍ତ୍ରର ଧାରକୁ ଛୁଇଁଦେଲା। 21 ଏହା କଲାବେଳେ ସେ ମନେ ମନେ ଭାବୁଥିଲା, “ମୁଁ ତାହାଙ୍କ ବସ୍ତ୍ର ଟିକିଏ ଛୁଇଁଦେଲେ ସୁସ୍ଥ ହୋଇଯିବି।”
22 ଯୀଶୁ ବୁଲିପଡ଼ି ତାହାକୁ ଗ୍ଭହିଁଲେ। ଯୀଶୁ କହିଲେ, “ଝିଅ, ସାହସ ଧର। ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରି ଦେଇଛି।” ସଙ୍ଗେ ସଙ୍ଗେ ସେ ସ୍ତ୍ରୀଲୋକଟି ସୁସ୍ଥ ହୋଇଗଲା।
23 ତା’ପରେ ଯୀଶୁ ଯିହୂଦୀ ପ୍ରାର୍ଥନାଗୃହର [a] ଅଧ୍ୟକ୍ଷଙ୍କ ଘରେ ପହଞ୍ଚିଲେ। ସେଠାରେ ବଂଶୀବାଦକମାନେ ସମାଧି ଜନିତ ବଂଶୀ ବଜାଉଥିଲେ। ଝିଅଟି ମରିଯାଇଥିବାରୁ ଲୋକେ କାନ୍ଦୁଥିଲେ। 24 ଯୀଶୁ ସମସ୍ତଙ୍କୁ କହିଲେ, “ବାହାରିଯାଅ। ଝିଅଟି ମରି ନାହିଁ। ସେ କେବଳ ଶୋଇ ପଡ଼ିଛି।” ଏହା ଶୁଣି ଲୋକେ ଯୀଶୁଙ୍କୁ ଉପହାସ କଲେ। 25 ଲୋକଙ୍କୁ ଘର ଭିତରୁ ବାହାର କରି ଦିଆଯିବା ପରେ ଯୀଶୁ ଭିତରକୁ ଗଲେ। ଝିଅଟିର ହାତ ଧରିଲେ, ଝିଅଟି ଉଠି ଠିଆ ହେଲା। 26 ଏ ଖବର ସେହି ଅଞ୍ଚଳସାରା ବ୍ୟାପିଗଲା।
ଯୀଶୁ ଅନେକ ଲୋକଙ୍କୁ ସୁସ୍ଥ କରନ୍ତି
27 ଯୀଶୁ ସେହି ସ୍ଥାନ ଛାଡ଼ି ଯାଉଥିବା ସମୟରେ ଦୁଇଜଣ ଅନ୍ଧ ଲୋକ ତାହାଙ୍କୁ ଅନୁସରଣ କଲେ। ସେମାନେ ପାଟି କରି କହୁଥିଲେ, “ହେ ଦାଉଦଙ୍କ ପୁତ୍ର, [b] ଆମ୍ଭମାନଙ୍କୁ ଦୟା କର।”
28 ଯୀଶୁ ପୁଣି ଭିତରକୁ ଗଲେ, ଅନ୍ଧ ଦୁଇଟି ମଧ୍ୟ ତାହାଙ୍କ ସଙ୍ଗରେ ଗଲେ। ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ବିଶ୍ୱାସ କରୁଛ ଯେ, ମୁଁ ତୁମ୍ଭକୁ ଆଖି ଦାନ କରି ପାରିବି?” ସେମାନେ ଉତ୍ତର ଦେଲେ, “ହଁ, ପ୍ରଭୁ”।
29 ତା’ପରେ ଯୀଶୁ ସେମାନଙ୍କ ଆଖିକୁ ଛୁଇଁଲେ। ସେ କହିଲେ, “ତୁମ୍ଭେ ଯେପରି ବିଶ୍ୱାସ କରିଅଛ, ତୁମ୍ଭ ପ୍ରତି ସେହିପରି ହେଉ।” 30 ତା’ପରେ ଅନ୍ଧ ଦୁଇଜଣ ଦେଖିବାକୁ ପାଇଲେ। ଯୀଶୁ ସେମାନଙ୍କୁ ଦୃଢ଼ ଭାବରେ ଚେତାବନୀ ଦେଇ କହିଲେ, “ଏ ବିଷୟ ଅନ୍ୟକୁ କହିବ ନାହିଁ।” 31 କିନ୍ତୁ ଅନ୍ଧ ଦୁହେଁ ଏ ଖବର ସେ ଅଞ୍ଚଳସାରା ପ୍ରଗ୍ଭର କରିଦେଲେ।
32 ସେ ଅନ୍ଧ ଦୁଇଜଣ ଗଲାପରେ କେତେକ ଲୋକ ଯୀଶୁଙ୍କ ପାଖକୁ ଆଉ ଜଣେ ଲୋକକୁ ଆଣିଲେ। ସେ କଥା କହି ପାରୁ ନ ଥିଲା। କାରଣ ତା ଦେହରେ ଭୂତ ପ୍ରବେଶ କରି ରହିଥିଲା। 33 ଯୀଶୁ ତା’ ଦେହରୁ ଭୂତକୁ ତଡ଼ିଦେଲେ, କିଛି କହି ପାରୁ ନ ଥିବା ଲୋକଟି ପୁଣି ତା’ର କହିବା ଶକ୍ତି ଫେରି ପାଇଲା। ଜମା ହୋଇଥିବା ଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କହିଲେ, “ଇସ୍ରାଏଲରେ ଏଭଳି ଘଟଣା ଘଟିବା ଆମ୍ଭେ କେବେ ହେଲେ ଦେଖି ନ ଥିଲୁ।”
34 କିନ୍ତୁ ଫାରୂଶୀମାନେ କହିଲେ, “ଯୀଶୁ ଭୂତମାନଙ୍କ ମୁଖିଆଙ୍କ ସାହାଯ୍ୟରେ ଅନ୍ୟ ଭୂତଙ୍କୁ ତଡ଼ି ଦେଉଛନ୍ତି।”
ଲୋକମାନଙ୍କ ପାଇଁ ଯୀଶୁ ଦୁଃଖ କରନ୍ତି
35 ଯୀଶୁ ନଗର-ନଗର ଓ ଗାଁ ଗାଁ ଯାତ୍ରା କରିବାକୁ ଲାଗିଲେ। ସେ ବାଟରେ ଯିହୂଦୀ ପ୍ରାର୍ଥନା ଗୃହମାନଙ୍କରେ ଉପଦେଶ ଦେଲେ, ଓ ପରମେଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ପ୍ରଗ୍ଭର କଲେ। ସେ ଲୋକଙ୍କର ସବୁ ପ୍ରକାର ରୋଗ ଓ ଅସୁସ୍ଥତାକୁ ସୁସ୍ଥ କରିଦେଲେ। 36 ଲୋକମାନଙ୍କୁ ଦେଖି ଯୀଶୁଙ୍କ ମନରେ କରୁଣା ଜାତ ହେଲା। ମେଷପାଳକ ନ ଥିଲେ ମେଷପଲର ଅବସ୍ଥା ଯାହା ହୁଏ, ଲୋକମାନଙ୍କର ଅବସ୍ଥା ସେହିଭଳି ନିରାଶା ଓ ଅସହାୟତାରେ ପୂର୍ଣ୍ଣଥିଲା। 37 ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଫସଲ (ଲୋକ) ବହୁତ। କିନ୍ତୁ ମୂଲିଆ (ସେବକ) କମ୍ ଅଛନ୍ତି। 38 ଫସଲ ଅମଳ (ଉଦ୍ଧାର) କରିବା ପାଇଁ ଅଧିକ ମୂଲିଆ ପଠାଇବାକୁ ଫସଲର ମାଲିକ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର।”
2010 by World Bible Translation Center