Print Page Options
Previous Prev Day Next DayNext

Old/New Testament

Each day includes a passage from both the Old Testament and New Testament.
Duration: 365 days
Oriya Bible: Easy-to-Read Version (ERV-OR)
Version
ଆଦିପୁସ୍ତକ 43-45

ଯାକୁବ ବିନ୍ୟାମୀନକୁ ମିଶରକୁ ଯିବାକୁ ଅନୁମତି ଦେଲେ

43 ଏହି ସମୟରେ ସେ ଦେଶରେ ଦୁର୍ଭିକ୍ଷ ଅତି ଭୟଙ୍କର ଥିଲା। ଯାକୁବଙ୍କର ପରିବାର ମିଶରରୁ ଆଣିଥିବା ସମସ୍ତ ଖାଦ୍ୟ ଦ୍ରବ୍ୟ ଖାଇ ଦେଲେ। ଯେତେବେଳେ ସେହି ଶସ୍ୟସବୁ ସରିଗଲା। ଯାକୁବ ତାଙ୍କର ପୁତ୍ରମାନଙ୍କୁ କହିଲେ, “ମିଶରକୁ ଯାଇ ଆମ୍ଭମାନଙ୍କ ପାଇଁ ଆଉ କିଛି ଶସ୍ୟ ଖାଇବା ପାଇଁ ଆଣ।”

କିନ୍ତୁ ଯିହୁଦା ଯାକୁବଙ୍କୁ କହିଲା, “ସେ ଦେଶର କର୍ତ୍ତା ଆମ୍ଭକୁ ସତର୍କ କରାଇ ଦେଇ କହିଥିଲେ, ‘ଯଦି ତୁମ୍ଭେ ତୁମ୍ଭର ଭାଇକୁ ମୋ’ ପାଖକୁ ନ ଆଣ, ତେବେ ତୁମ୍ଭ ସହିତ କଥାବାର୍ତ୍ତା ହେବ ନାହିଁ।’ ଯଦି ତୁମ୍ଭେ ବିନ୍ୟାମୀନକୁ ଆମ୍ଭ ସହିତ ପଠାଅ, ତେବେ ଆମ୍ଭେ ଯାଇ ଶସ୍ୟ କ୍ରୟ କରି ପାରିବୁ। ଯଦି ତୁମ୍ଭେ ବିନ୍ୟାମୀନଙ୍କୁ ଆମ୍ଭ ସହିତ ନ ପଠାଅ, ତେବେ ଆମ୍ଭେ ଆଉ ସେଠାକୁ ଯିବୁ ନାହିଁ। ସେ ଲୋକ ଆମ୍ଭକୁ ସତର୍କ କରାଇ ଦେଇଛି ଯେ ତୁମ୍ଭର ସାନ ଭାଇକୁ ନ ଆଣି ଏଠାକୁ ଆସିବ ନାହିଁ।”

ଯାକୁବ କହିଲେ, “ତୁମ୍ଭେମାନେ କାହିଁକି କହିଲ ଯେ ତୁମ୍ଭର ଆଉ ଏକ ଭାଇ ଅଛି ବୋଲି? ତୁମ୍ଭେମାନେ ମୋ’ ପାଇଁ ଏକ ଖରାପ କାର୍ଯ୍ୟ କାହିଁକି କଲ?”

ଭାଇମାନେ ଉତ୍ତର ଦେଲେ, “ସେ ଲୋକ ଆମ୍ଭମାନଙ୍କୁ ବହୁତ ଗୁଡ଼ିଏ ପ୍ରଶ୍ନ ପଗ୍ଭରିଲେ। ସେ ଆମ୍ଭ ବିଷୟରେ ଓ ଆମ୍ଭ ପରିବାର ବିଷୟରେ ସବୁ ଜାଣିବାକୁ ଗ୍ଭହିଁଲେ। ସେ ଆମ୍ଭମାନଙ୍କୁ ପଗ୍ଭରିଲେ, ‘ତୁମ୍ଭର ପିତା କ’ଣ ଏବେ ବି ଜୀବିତ? ତୁମ୍ଭର ଆଉ କୌଣସି ଭାଇ ଗୃହରେ ଅଛି କି?’ ଆମ୍ଭେ ଜାଣି ନ ଥିଲୁ ସେ ଆମ୍ଭକୁ କହିବ ଯେ ତୁମ୍ଭର ଭାଇକୁ ଏଠାକୁ ଆଣ।”

ଏହା ପରେ ଯିହୁଦା ତାଙ୍କର ପିତାଙ୍କୁ କହିଲା, “ବିନ୍ୟାମୀନକୁ ମୋ’ ସହିତ ଯିବାକୁ ଦିଅ। ମୁଁ ତା’ର ଯତ୍ନ ନେବି। ଆମ୍ଭମାନଙ୍କୁ ମିଶରକୁ ଯାଇ ଖାଦ୍ୟ ଆଣିବାକୁ ଅଛି। ଯଦି ଆମ୍ଭେ ନ ଯାଉ ତେବେ ଆମ୍ଭେ ସମସ୍ତେ ମରିବା, ଏପରିକି ଆମ୍ଭର ପିଲାମାନେ ମଧ୍ୟ ମରିବେ। ମୁଁ ତୁମ୍ଭକୁ ପ୍ରତିଶୃତି ଦେଉଛି ଯେ ସେ ନିରାପଦ ରହିବ। ମୁଁ ତା’ ପାଇଁ ଦାୟୀ ରହିବି। ଯଦି ମୁଁ ତାକୁ ତୁମ୍ଭ ନିକଟକୁ ଫେରାଇ ନ ଆଣେ, ତେବେ ତୁମ୍ଭେ ମୋତେ ଜୀବନ ସାରା ଦୋଷ ଦେବ। 10 ଯଦି ତୁମ୍ଭେ ଆମ୍ଭମାନଙ୍କୁ ଆଗରୁ ଯିବାକୁ ଦେଇଥା’ନ୍ତ, ଆମ୍ଭେ ସେଠାରେ ପହଞ୍ଚି ସାରି ଦୁଇଥର ଫେରି ଆସିଥାଆନ୍ତୁ।”

11 ଏହା ପରେ ତାଙ୍କର ପିତା ଇସ୍ରାଏଲ କହିଲେ, “ଯଦି ଏହା ସତ୍ୟ ତେବେ ବିନ୍ୟାମୀନକୁ ତୁମ୍ଭ ସହିତ ନେଇଯାଅ। କିନ୍ତୁ ତାଙ୍କର କର୍ତ୍ତାଙ୍କ ପାଇଁ କିଛି ଉପହାର ନେଇଯାଅ। ତାଙ୍କ ନିକଟକୁ କିଛି ମହୁ, ପେସ୍ତାବାଦାମ, ଗୁ‌‌ଗ୍‌‌ଗୁଳ ଓ ଗନ୍ଧରସ ନେଇ ଯାଅ। 12 ତୁମ୍ଭେମାନେ ଗତଥର ଯେତେ ଟଙ୍କା ନେଇଥିଲ ତା’ର ଦୁଇଗୁଣ ନିଅ। ଗତଥର ତୁମ୍ଭକୁ ଯେଉଁ ଟଙ୍କା ଫେରାଇ ଦେଇଥିଲେ ତାହା ବି ନେଇଯାଅ କାରଣ ସେ ଏହା ଭୁଲରେ ତୁମ୍ଭମାନଙ୍କୁ ଫେରାଇ ଦେଇଥିବେ। 13 ବିନ୍ୟାମୀନକୁ ନେଇ ତାଙ୍କ ପାଖକୁ ଯାଅ। 14 ମୁଁ ସେହି ସର୍ବଶକ୍ତିମାନ ପରମେଶ୍ୱରଙ୍କୁ ପ୍ରାର୍ଥନା କରିବି, ସେ ରାଜ୍ୟପାଳଙ୍କୁ ଏପରି କରି ଦେବେ ଯେ, ସେ ତୁମ୍ଭଙ୍କୁ ଦୟା କରିବେ। ମୁଁ ପ୍ରାର୍ଥନା କରିବି ସେ ଶିମିୟୋନ ଓ ବିନ୍ୟାମୀନଙ୍କୁ ନିରାପଦରେ ଫେରାଇ ଦେବେ। ଯଦି ନ ଫେରାନ୍ତି, ତେବେ ମୋତେ ପୁଣି ପୁତ୍ର ପାଇଁ ଶୋକ କରିବାକୁ ପଡ଼ିବ।”

15 ତେଣୁ ଭାଇମାନେ ସେହି ଉପହାର ନେଇ ସେହି କର୍ତ୍ତାଙ୍କ ନିକଟକୁ ଗଲେ। ଏବଂ ସେମାନଙ୍କ ସହିତ ତାଙ୍କ ଟଙ୍କାର ଦୁଇଗୁଣ ନେଇଗଲେ। ଏଥର ତାଙ୍କ ସହିତ ବିନ୍ୟାମୀନ ମଧ୍ୟ ମିଶରକୁ ଗଲା। ସେମାନେ ଯେତେବେଳେ ସେଠାରେ ପହଞ୍ଚିଲେ, ସେମାନେ ଯୋଷେଫଙ୍କୁ ଦେଖିବାକୁ ଗଲେ।

ଭାଇମାନେ ଯୋଷେଫଙ୍କ ଗୃହକୁ ନିମନ୍ତ୍ରିତ ହେଲେ

16 ଯୋଷେଫ ସେମାନଙ୍କ ସହିତ ବିନ୍ୟାମୀନକୁ ଦେଖିଲେ। ଯୋଷେଫ ତାଙ୍କର ଦାସକୁ ନିର୍ଦ୍ଦେଶ ଦେଲେ, “ସେହି ଲୋକମାନଙ୍କୁ ମୋର ଗୃହକୁ ପାଛୋଟି ଆଣ। ଏବଂ ଏକ ପଶୁମାରି ତାହାକୁ ରାନ୍ଧ। ସେହି ଲୋକମାନେ ଆଜି ମୋ’ ସହିତ ମଧ୍ୟାହ୍ନ ଭୋଜନ କରିବେ।” 17 ଦାସକୁ ଯେପରି କୁହା ଯାଇଥିଲା ସେ ଠିକ୍ ସେହିପରି କଲା। ସେ ସେହି ଲୋକମାନଙ୍କୁ ଯୋଷେଫଙ୍କ ଗୃହକୁ ପାଛୋଟି ନେଲା।

18 ସେହି ଲୋକମାନେ ଭୟଭୀତ ହୋଇ ଗଲେ, ଯେତେବେଳେ ସେମାନେ ଯୋଷେଫଙ୍କ ଗୃହକୁ ଗଲେ। ସେମାନେ କହିଲେ, “ଆମ୍ଭମାନଙ୍କୁ ଏଥର ଏଠାକୁ ଅଣାଯିବାର କାରଣ ହେଉଛି ଗତ ଥର ଆମ୍ଭେମାନେ ଶସ୍ୟ ଅଖା ସହିତ ସେହି ଟଙ୍କା ନେଇ ଯାଇଥିଲୁ। ଆମ୍ଭ ବିରୁଦ୍ଧରେ ଏହା ତାଙ୍କର ଏକ ପ୍ରମାଣ। ତେଣୁ ସେ ଏଥର ଆମ୍ଭର ସମସ୍ତ ଗଧକୁ ନେଇଯିବେ ଏବଂ ଆମ୍ଭମାନଙ୍କୁ ତାଙ୍କର ଦାସ କରି ରଖିବେ।”

19 ଯେତେବେଳେ ଯୋଷେଫଙ୍କ ଭାଇମାନେ ଯୋଷେଫଙ୍କ ଦାସଙ୍କୁ ଭେଟିଲେ, ସେମାନେ ତାଙ୍କ ସହିତ ଯୋଷେଫଙ୍କ ଘରର ଦ୍ୱାର ସମ୍ମୁଖରେ କଥା ହେଲେ। 20 ସେମାନେ କହିଲେ, “ମହାଶୟ, ଆମ୍ଭେ ପ୍ରତିଜ୍ଞା କରୁଛୁ ଯେ, ଆମ୍ଭେ ଆପଣଙ୍କୁ ଯାହା କହୁଛୁ ଏହା ସତ୍ୟ ଅଟେ। ଗତଥର ଆମ୍ଭେମାନେ ଏଠାକୁ ଖାଦ୍ୟ କ୍ରୟ କରିବାକୁ ଆସିଥିଲୁ। 21-22 ଯିବା ବାଟରେ ଆମ୍ଭେ ଆମ୍ଭର ପଟ ଫିଟାଇ ଦେଖିଲା ବେଳକୁ ଆମ୍ଭମାନଙ୍କର ଟଙ୍କା ପ୍ରତ୍ୟେକଙ୍କ ପଟ ମଧ୍ୟରେ ଥିଲା। ଆମ୍ଭେ ଜାଣି ନାହୁଁ ତାହା ସେଠାକୁ କିପରି ଗଲା। କିନ୍ତୁ ଆମ୍ଭେମାନେ ସେହି ଅର୍ଥ ଆପଣଙ୍କୁ ଦେବା ପାଇଁ ଫେରାଇ ଆଣିଛୁ। କିଛି ଖାଦ୍ୟ ନେଇଯିବା ପାଇଁ ଆଉ କିଛି ଅର୍ଥ ଆଣିଛୁ।”

23 କିନ୍ତୁ ଦାସ ଉତ୍ତର ଦେଲେ, “ଭୟ କର ନାହିଁ। ମୋତେ ବିଶ୍ୱାସ କର। ତୁମ୍ଭର ପରମେଶ୍ୱର ତୁମ୍ଭ ପିତାଙ୍କର ପରମେଶ୍ୱର, ଉପହାର ସ୍ୱରୂପ ତୁମ୍ଭ ପଟରେ ପୁରା ଯାଇଥିଲା। ମୋର ମନେ ଅଛି ତୁମ୍ଭେ ସେହି ଟଙ୍କା ଗତ ଥର ମୋତେ ଶସ୍ୟ କିଣିବା ସମୟରେ ଦେଇଥିଲ।”

ଏହା ପରେ ସେହି ଦାସଜଣକ ଶିମିୟୋନକୁ କାରାଗାରରୁ ବାହାର କଲେ। 24 ସେହି ଦାସ ସେମାନଙ୍କୁ ଯୋଷେଫଙ୍କ ଗୃହକୁ ନେଇଗଲେ। ସେ ପାଦ ଧୋଇବା ପାଇଁ କିଛି ପାଣି ଦେଲେ। ଏହା ପରେ ତାଙ୍କର ଗଧମାନଙ୍କୁ ଖାଇବା ପାଇଁ ଖାଦ୍ୟ ଦିଆଗଲା।

25 ଭାଇମାନେ ଶୁଣିବାକୁ ପାଇଲେ ଯେ ସେମାନେ ଯୋଷେଫଙ୍କ ସହିତ ଖାଇବାକୁ ଯାଉଛନ୍ତି। ତେଣୁ ସେମାନେ ତାଙ୍କର ଉପହାର ଗୁଡ଼ିକୁ ପ୍ରସ୍ତୁତ କରିବାକୁ ଲାଗିଲେ।

26 ଯୋଷେଫ ଗୃହକୁ ପ୍ରବେଶ କରନ୍ତେ, ଭାଇମାନେ ଆଣିଥିବା ଉପହାର ସବୁ ତାଙ୍କୁ ଦେଲେ। ଏହା ପରେ ସେମାନେ ଯୋଷେଫଙ୍କୁ ଆଣ୍ଠୁମାଡ଼ି ଭୂମିଷ୍ଠ ପ୍ରଣାମ କଲେ।

27 ଯୋଷେଫ ସେମାନଙ୍କୁ ସେମାନଙ୍କର ଭଲମନ୍ଦ ବିଷୟରେ ପଗ୍ଭରିଲେ। ତା’ପରେ ଯୋଷେଫ କହିଲେ, “ତୁମ୍ଭର ବୃଦ୍ଧ ପିତା କିପରି ଅଛନ୍ତି? ସେ ଏବେ ଭଲରେ ବଞ୍ଚିଛନ୍ତି ତ?”

28 ଭାଇମାନେ ଉତ୍ତର ଦେଲେ, “ହଁ ମହାଶୟ, ଆମ୍ଭର ପିତା ଏବେ ଜୀବିତ।” ଏବଂ ସେମାନେ ପୁନର୍ବାର ଯୋଷେଫଙ୍କୁ ପ୍ରଣାମ କଲେ।

29 ଯେତେବେଳେ ଯୋଷେଫ ତାଙ୍କର ଭାଇ ବିନ୍ୟାମୀନକୁ ଦେଖିଲେ। (ବିନ୍ୟାମୀନ ଓ ଯୋଷେଫ ଗୋଟିଏ ମା’ର ସନ୍ତାନ) ଯୋଷେଫ କହିଲେ, “ଏହି କ’ଣ ତୁମ୍ଭର ସାନ ଭାଇ, ଯାହା ବିଷୟରେ ତୁମ୍ଭେ ମୋତେ କହୁଥିଲ?” ଏହା ପରେ ଯୋଷେଫ ବିନ୍ୟାମୀନଙ୍କୁ କହିଲେ, “ହେ ଆମ୍ଭର ପୁତ୍ର, ପରମେଶ୍ୱର ତୁମ୍ଭକୁ ଆଶୀର୍ବାଦ କରନ୍ତୁ।”

30 ଯୋଷେଫ ଆଉ ଅଧିକ ସମୟ ନିଜର କୋହ ତାଙ୍କ ଭାଇମାନଙ୍କ ପ୍ରତି ସମ୍ଭାଳି ପାରିଲେ ନାହିଁ। ସେ ଶୀଘ୍ର ସେମାନଙ୍କ ପାଖରୁ ଆଉ ଗୋଟିଏ କୋଠରୀକୁ ଗଲେ ଏବଂ କାନ୍ଦିଲେ। 31 ତା’ପରେ ସେ ନିଜକୁ ନିୟନ୍ତ୍ରଣରେ ରଖିଲେ ଓ ମୁହଁ ଧୋଇ ବାହାରକୁ ଆସି କହିଲେ, “ବର୍ତ୍ତମାନ ଖାଇବାର ସମୟ।”

32 ଯୋଷେଫଙ୍କର ଦାସମାନେ ଯୋଷେଫଙ୍କ ପାଇଁ ଏକ ଟେବୁଲ, ଏକ ଟେବୁଲ ତାଙ୍କ ଭାଇମାନଙ୍କ ପାଇଁ ଏବଂ ଆଉ ଏକ ଟେବୁଲ ମିସ୍ରୀୟମାନଙ୍କ ପାଇଁ ଯେଉଁମାନେ ସେମାନଙ୍କ ସହିତ ବସି ଖାଇବେ। କାରଣ ଏବ୍ରୀୟମାନଙ୍କ ସହିତ ଭୋଜନ କରିବା ମିସ୍ରୀୟମାନଙ୍କର ପ୍ରଥା ନ ଥିଲା। ମିସ୍ରୀୟମାନେ ଏବ୍ରୀୟମାନଙ୍କ ସହିତ ଖାଇବା ମସ୍ତବଡ଼ ଅନୁଚିତ ବୋଲି ବିବେଚିତ ହୁଏ। 33 ଯୋଷେଫଙ୍କର ଭାଇମାନେ ଯୋଷେଫଙ୍କ ଆଗ ଟେବୁଲରେ ଖାଇ ବସିଲେ। ତାଙ୍କର ଭାଇମାନେ ବଡ଼ରୁ ସାନ କ୍ରମରେ ବସିଥିଲେ। ସମସ୍ତେ ସମସ୍ତଙ୍କୁ ଗ୍ଭହୁଁଥା’ନ୍ତି। କ’ଣ ସବୁ ଘଟୁଛି ସେମାନେ ଆଶ୍ଚର୍ଯ୍ୟ ହେଉଥା’ନ୍ତି। 34 ଦାସମାନେ ଯୋଷେଫଙ୍କ ଟେବୁଲରୁ ଖାଦ୍ୟ ଆଣି ଅନ୍ୟ ଭାଇମାନଙ୍କୁ ପରଷୁଥା’ନ୍ତି। କିନ୍ତୁ ଦାସମାନେ ଅନ୍ୟ ଭାଇ ଅପେକ୍ଷା ବିନ୍ୟାମୀନକୁ ଅଧିକ ପାଞ୍ଚ ଥର ପରଷୁଥା’ନ୍ତି। ସେମାନେ ସମସ୍ତେ ଖାଇ ପିଇ ଆନନ୍ଦ କଲେ।

ଯୋଷେଫ ଏକ ଫାନ୍ଦ ପ୍ରସ୍ତୁତ କଲେ

44 ଯୋଷେଫ ତାଙ୍କର ଦାସଙ୍କୁ ନିର୍ଦ୍ଦେଶ ଦେଇ କହିଲେ, “ସେହି ଲୋକମାନଙ୍କର ପଟରେ ସେମାନେ ଯେତେ ନେଇପାରିବେ, ସେତେ ଶସ୍ୟ ଭର୍ତ୍ତି କର ଏବଂ ସେମାନଙ୍କ ପଇସା ମଧ୍ୟ ତାଙ୍କ ଥଳି ଉପରେ ରଖି ଦିଅ। ସାନ ଭାଇର ପଟରେ ତା’ର ଟଙ୍କାତକ ଭର୍ତ୍ତି କର। କିନ୍ତୁ ତା’ର ପଟରେ ମୋର ରୂପା ତାଟିଆ ରଖ।” ଯୋଷେଫ ସେମାନଙ୍କୁ ଯେପରି କହିଲେ ଦାସମାନେ ଠିକ୍ ସେହିପରି କଲେ।

ତା’ ପରଦିନ ପ୍ରତ୍ୟୁଷରୁ, ଭାଇମାନଙ୍କୁ ଓ ତାଙ୍କର ଗଧମାନଙ୍କୁ ତାଙ୍କ ଦେଶକୁ ପଠାଇ ଦିଆଗଲା। ସେମାନେ ନଗର ଛାଡ଼ିବା ପରେ ଯୋଷେଫ ତାଙ୍କର ଦାସଙ୍କୁ କହିଲେ, “ସେହି ଲୋକମାନଙ୍କୁ ଅନୁସରଣ କର। ସେମାନଙ୍କୁ ଅଟକାଇ କୁହ, ‘ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଉତ୍ତମ ବ୍ୟବହାର କଲୁ, କିନ୍ତୁ ତୁମ୍ଭେମାନେ କାହିଁକି ଏପରି ମନ୍ଦ ଆଚରଣ କଲ? କାହିଁକି ତୁମ୍ଭେମାନେ ଆମ୍ଭ ମହାଶୟଙ୍କର ରୂପା ପାତ୍ର ଗ୍ଭେରି କଲ? ଆମ୍ଭର ମହାଶୟ ସେହି କ‌ପ୍‌ରେ ପାନ କରି ସାରିବା ପରେ ଗୁପ୍ତ କଥାଗୁଡ଼ିକ ଅଲୌକିକ ଶକ୍ତି ଜରିଆରେ ଜାଣିବାକୁ ଏହା ବ୍ୟବହାର କରନ୍ତି। କାହିଁକି ତୁମ୍ଭେମାନେ ଏହି ମନ୍ଦକାର୍ଯ୍ୟ କଲ?”

ତେଣୁ ଦାସମାନେ ତାଙ୍କର କଥା ମାନି ଏବଂ ସେମାନେ ଘୋଡ଼ା ଚଢ଼ି ତାଙ୍କୁ ଅନୁସରଣ କଲେ। ସେହି ଦାସମାନେ ସେମାନଙ୍କୁ ଯୋଷେଫଙ୍କ କଥା କହିଲେ।

କିନ୍ତୁ ଭାଇମାନେ ସେହି ଦାସକୁ କହିଲେ, “ତୁମ୍ଭର କର୍ତ୍ତା ଏପରି କାହିଁକି କହିଲେ? ଆମ୍ଭେ ଏପରି କିଛି କାର୍ଯ୍ୟ କରି ନାହୁଁ। ଆମ୍ଭେମାନେ କିଣାନ ଦେଶରୁ ଫେରି ଆସିଛୁ, ଆମ୍ଭ ପଟ ମଧ୍ୟରେ ଥିବା ଟଙ୍କା ଫେରାଇବାକୁ। ତେଣୁ ଆମ୍ଭେ କାହିଁକି କୌଣସି ଜିନିଷ ପ୍ରଭୁଙ୍କ ଗୃହରୁ ଚୋରୀ କରିବୁ। ଯଦି ତୁମ୍ଭେ କୌଣସି ଲୋକର ଥଳିରୁ ରୂପା କପ୍ ପାଇବ, ତୁମ୍ଭେ ତାଙ୍କୁ ହତ୍ୟା କରି ପାରିବ ଏବଂ ଆମ୍ଭେ ଅବଶିଷ୍ଟାଂଶ ତୁମ୍ଭ ମୁନିବଙ୍କର ସେବକଗଣ ହେବୁ।”

10 ଦାସ କହିଲେ, “ତୁମ୍ଭେ ଯାହା କହିବ ଆମ୍ଭେ ସେହିପରି କରିବୁ କିନ୍ତୁ ଆମ୍ଭେ ସେ ଲୋକକୁ ହତ୍ୟା କରିବୁ ନାହିଁ। ଆମ୍ଭେ ଯାହା ପାଖରୁ ସେହି ରୂପା ପାତ୍ର ପାଉ, ସେ ଲୋକ ଆମ୍ଭର ଦାସ ହେବ। ଏବଂ ଅନ୍ୟମାନେ ମୁକ୍ତ ହେବେ।”

ଫାନ୍ଦ ଲମ୍ବାଇ ବିନ୍ୟାମୀନକୁ ଧରିଲେ

11 ଏହା ପରେ ସମସ୍ତ ଭାଇମାନେ ତାଙ୍କ ପଟ ଭୂମିରେ ରଖିଲେ ଏବଂ ସେଗୁଡ଼ିକୁ ଖୋଳିଲେ। 12 ଯୋଷେଫଙ୍କ ଦାସ ସେହି ପଟଗୁଡ଼ିକୁ ଦେଖିଲେ। ସେ ବଡ଼ ଭାଇର ପଟ ପ୍ରଥମେ ଦେଖିଲେ, ଏହିପରି କ୍ରମାନ୍ୱୟରେ ସାନର ପଟ ଦେଖିଲେ। ଶେଷରେ ବିନ୍ୟାମୀନର ପଟରୁ ସେହି ପାତ୍ରଟିକୁ ପାଇଲେ। 13 ଭାଇମାନେ ଭାରି ଦୁଃଖ ପ୍ରକାଶ କଲେ। ସେମାନେ ଦୁଃଖରେ ସେମାନଙ୍କର ପୋଷାକ ଚିରି ପକାଇଲେ। ସେମାନେ ସେମାନଙ୍କର ପଟଗୁଡ଼ିକ ଗଧ ପିଠିରେ ପକାଇ ନଗରକୁ ଫେରିଲେ।

14 ଯିହୁଦା ଏବଂ ତା’ର ଭାଇମାନେ ଯୋଷେଫଙ୍କ ଗୃହକୁ ଗଲେ। ଯୋଷେଫ ସେହିଠାରେ ଥିଲେ। ଭାଇମାନେ ତାଙ୍କର ପାଦତଳେ ଲୋଟି ଗଲେ। 15 ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେ କାହିଁକି ଏପରି କଲ? ତୁମ୍ଭେ କ’ଣ ଜାଣି ପାରିଲ ନାହିଁ, ମୁଁ ସମସ୍ତ ଗୁପ୍ତକଥା ଜାଣିପାରେ। ମୋ’ଠାରୁ ଅନ୍ୟ କୌଣସି ଲୋକ ଏପରି ଭୁଲ୍ କରି ପାରିବ ନାହିଁ।”

16 ଯିହୁଦା କହିଲା, “ହେ ମହାଶୟ, ଆମ୍ଭର ଆଉ କିଛି କହିବାର ନାହିଁ। ଆମ୍ଭର ସଫେଇ ଦେବାର ଆଉ କିଛି ନାହିଁ। ଆମ୍ଭେ ପ୍ରମାଣ କରି ପାରିବୁ ନାହିଁ ଯେ ଆମ୍ଭେ ନିର୍ଦ୍ଦୋଷ। ପରମେଶ୍ୱରଙ୍କ ବିଗ୍ଭରରେ ଆମ୍ଭେ କରିଥିବା କାର୍ଯ୍ୟ ଦୋଷାବହ। ସେଥିପାଇଁ ଆମ୍ଭେ ସମସ୍ତେ ଆପଣଙ୍କ ଦାସ ହୋଇ ରହିବୁ, ତାହା ସହିତ ଯାହାର ପଟରୁ ଆପଣଙ୍କ ପାତ୍ର ମିଳିଲା।”

17 କିନ୍ତୁ ଯୋଷେଫ କହିଲେ, “ପରମେଶ୍ୱର ଏପରି ନ କରନ୍ତୁ ଯେ, ମୁଁ ତୁମ୍ଭ ସମସ୍ତଙ୍କୁ ଦାସ କରି ରଖିବି! କେବଳ ଯେ ମୋର ପାତ୍ର ଗ୍ଭେରି କରିଛି, ସେ ମୋର ଦାସ ହେବ। ଅନ୍ୟମାନେ ଶାନ୍ତିରେ ତୁମ୍ଭର ପିତାଙ୍କ ନିକଟକୁ ଫେରିଯାଅ।”

ଯିହୁଦା ବିନ୍ୟାମୀନ ପାଇଁ ଯୁକ୍ତି କଲା

18 ଏହା ପରେ ଯିହୁଦା ଯୋଷେଫଙ୍କ ନିକଟକୁ ଯାଇ କହିଲେ, “ହେ ମହାଶୟ, ମୋତେ ଟିକେ କହିବାକୁ ଦିଅନ୍ତୁ। ଦୟାକରି ମୋ’ ଉପରେ କ୍ରୋଧ କରନ୍ତୁ ନାହିଁ। ମୁଁ ଜାଣେ ଆପଣ ଫାରୋଙ୍କ ତୁଲ୍ୟ। 19 ପୂର୍ବରୁ ଆପଣ ଆମ୍ଭକୁ ପଗ୍ଭରି ଥିଲେ, ‘ତୁମ୍ଭମାନଙ୍କର ଭାଇ ଓ ପିତା ଅଛନ୍ତି କି?’ 20 ଆମ୍ଭେ ଆପଣଙ୍କୁ ଉତ୍ତର କରିଥିଲୁ, ‘ହଁ, ଆମ୍ଭର ଏକ ପିତା ଅଛନ୍ତି, ସେ ବୃଦ୍ଧ। ଏବଂ ଆମ୍ଭର ଗୋଟିଏ ସାନ ଭାଇ ଥିଲା ଯାହାକୁ ଆମ୍ଭର ପିତା ଅତ୍ୟନ୍ତ ପ୍ରେମ କରୁଥିଲେ। କାରଣ ସେ ପିତାଙ୍କର ବାର୍ଦ୍ଧକ୍ୟ କାଳରେ ଜନ୍ମ ନେଇଥିଲା। ସେହି କନିଷ୍ଠ ମାତ୍ର ତାହାର ସହୋଦର ମରିଅଛି। ତେଣୁ ବିନ୍ୟାମୀନ ହେଉଛି ସେହି ଭାଇ ଯିଏ ଏକ ମା’ର ସନ୍ତାନ। ଆମ୍ଭର ପିତା ମଧ୍ୟ ତାକୁ ଅତ୍ୟନ୍ତ ଭଲପାନ୍ତି।’ 21 ତା’ପରେ ଆପଣ ଆମ୍ଭକୁ କହିଲେ, ‘ତେବେ ସେହି ସାନଭାଇକୁ ଏଠାକୁ ଆଣ ମୁଁ ଦେଖିବାକୁ ଗ୍ଭହେଁ।’ 22 ଆମ୍ଭେ କହିଲୁ, ‘ଆମ୍ଭର ସାନ ଭାଇ ଆସି ପାରିବ ନାହିଁ। ସେ ପିତାଙ୍କୁ ଛାଡ଼ି ଆସିବ ନାହିଁ। ଯଦି ପିତା ତାକୁ ହରାନ୍ତି, ତେବେ ପିତା ଦୁଃଖରେ ପ୍ରାଣତ୍ୟାଗ କରିବେ।’ 23 କିନ୍ତୁ ଆପଣ ଆମ୍ଭମାନଙ୍କୁ କହିଲେ, ‘ତୁମ୍ଭେ ଯଦି ତୁମ୍ଭର ସାନଭାଇକୁ ନ ଆଣ, ତୁମ୍ଭେ ମୋତେ କେବେ ଦେଖିବ ନାହିଁ।’ 24 ତେଣୁ ଆମ୍ଭେ ପିତାଙ୍କ ନିକଟକୁ ଫେରି ଗଲୁ ଓ ଆପଣ ଯାହା କହିଥିଲେ, ତାଙ୍କୁ କହିଲୁ।

25 “ଏହା ପରେ, ଆମ୍ଭର ପିତା କହିଲେ, ‘ତୁମ୍ଭେମାନେ ଯାଇ କିଛି ଖାଦ୍ୟ ଆମ୍ଭମାନଙ୍କ ପାଇଁ ଆଣ।’ 26 ଏବଂ ଆମ୍ଭେ ପିତାଙ୍କୁ କହିଲୁ, ‘ଆମ୍ଭେ ଆମ୍ଭର ସାନ ଭାଇ ବିନା ଯାଇ ପାରିବୁ ନାହିଁ। ଯଦି ଆମ୍ଭର ଭାଇ ଆମ୍ଭମାନଙ୍କ ସହିତ ନ ଯାଏ, ତାହାହେଲେ ସେହି ବ୍ୟକ୍ତିର ମୂଖ ଦେଖି ପାରିବୁ ନାହିଁ।’ 27 ଏହା ପରେ ଆମ୍ଭର ପିତା ଆମ୍ଭକୁ କହିଲେ, ‘ତୁମ୍ଭେ ଜାଣ ମୋର ସ୍ତ୍ରୀ ରାହେଲଠାରୁ ମାତ୍ର ଦୁଇଟି ପୁତ୍ର ଜନ୍ମ ନେଇଥିଲେ। 28 ଗୋଟିଏ ପୁତ୍ର ମୋ’ଠାରୁ ଦୂରକୁ ଗ୍ଭଲିଗଲା। ସେହି ଦିନଠାରୁ ମୁଁ ତାକୁ ଦେଖି ନାହିଁ। ମୁଁ ବିଶ୍ୱାସ କରେ ସେ ହିଂସ୍ର ଜନ୍ତୁ ଦ୍ୱାରା ଗ୍ରାସିତ ହୋଇଯାଇଛି। 29 ଯଦି ତୁମ୍ଭେ ମୋର ଆର ପୁତ୍ରକୁ ମୋ’ଠାରୁ ଦୂରେଇ ନିଅ। ଏବଂ ଯଦି ତା’ର କିଛି ହୁଏ, ତେବେ ମୁଁ ଦୁଃଖରେ ମରିଯିବି।’ 30 ବର୍ତ୍ତମାନ ଚିନ୍ତା କରନ୍ତୁ, କ’ଣ ହେବ। ଯେତେବେଳେ ଆମ୍ଭେ ଆମ୍ଭର ସାନ ଭାଇ ବିନା ଘରକୁ ଫେରିବୁ। ସେହି ବାଳକ ଆମ୍ଭ ପିତାଙ୍କର ଅମୂଲ୍ୟ ସମ୍ପଦ। 31 ଆମ୍ଭର ପିତା ଏକ ଦୁଃଖୀ ବୃଦ୍ଧ ଲୋକ, ସେ ଯେତେବେଳେ ଦେଖିବେ ବିନ୍ୟାମୀନ ଆମ୍ଭ ସହିତ ନାହିଁ। ଏହା ଆମ୍ଭର ଦୋଷ ହେବ। ଆମ୍ଭ ଯୋଗୁଁ ସେ ଦୁଃଖୀ ମଣିଷ ପରି ମୃତ୍ୟୁବରଣ କରିବେ।

32 “ମୁଁ ଏହି ଭାଇ ପାଇଁ ଦାୟିତ୍ୱ ନେଇଛି। ମୁଁ ମୋର ପିତାଙ୍କୁ କହିଥିଲି, ‘ଯଦି ମୁଁ ବିନ୍ୟାମୀନଙ୍କୁ ସାଙ୍ଗରେ ନ ନିଏ ତେବେ ସେ ମୋତେ ଜୀବନ ସାରା ଦୋଷ ବହନ କରିବ।’ 33 ତେଣୁ ମୁଁ ଆପଣଙ୍କୁ ଭିକ୍ଷା ମାଗୁଛି। ଦୟାକରି ତାଙ୍କୁ ଆମ୍ଭର ଭାଇମାନଙ୍କ ସହିତ ଯିବାକୁ ଦିଅନ୍ତୁ। ଏବଂ ମୁଁ ଆପଣଙ୍କ ଦାସ ହୋଇ ରହିବି। 34 ମୁଁ ମୋର ପିତାଙ୍କ ନିକଟକୁ ଫେରିଯାଇ ପାରିବି ନାହିଁ। ଯଦି ବିନ୍ୟାମୀନ ମୋ’ ସହିତ ନ ଯାଏ। ମୋତେ ଡର ଲାଗୁଛି ମୋର ପିତାଙ୍କର କ’ଣ ହେବ।”

ଯୋଷେଫ ତାଙ୍କୁ ତାଙ୍କର ପରିଚୟ ଦେଲେ

45 ଯୋଷେଫ ନିଜକୁ ବେଶି ଦିନ ନିୟନ୍ତ୍ରଣରେ ରଖି ପାରି ନ ଥିଲେ। ଯୋଷେଫ ସମସ୍ତ ଲୋକଙ୍କୁ ସମ୍ମୁଖକୁ ଡାକି କହିଲେ, “ସମସ୍ତେ ଏଠାରୁ ଗ୍ଭଲିଯାଅ।” ତେଣୁ କେହି ନ ଥିଲାବେଳେ ଯୋଷେଫ ନିଜକୁ ଭାଇମାନଙ୍କ ସମ୍ମୁଖରେ ପରିଚିତ କରାଇଲେ। ଯୋଷେଫ କ୍ରନ୍ଦନ କରିବା ସମସ୍ତ ମିଶରୀୟମାନେ ଶୁଣିଲେ, ଯେଉଁମାନେ ଫାରୋଙ୍କ ଗୃହରେ ଥିଲେ। ଯୋଷେଫ ତାଙ୍କର ଭାଇମାନଙ୍କୁ କହିଲେ, “ମୁଁ ତୁମ୍ଭର ଭାଇ ଯୋଷେଫ ଅଟେ। ମୋର ପିତା କୁଶଳରେ ତ?” କିନ୍ତୁ ତାଙ୍କ ଭାଇମାନେ କିଛି ଉତ୍ତର ଦେଲେ ନାହିଁ, କାରଣ ସେମାନେ ଭୟ କରୁଥିଲେ।

ତେଣୁ ଯୋଷେଫ ତାଙ୍କର ଭାଇମାନଙ୍କୁ କହିଲେ, “ମୋ’ ନିକଟକୁ ଆସ, ମୁଁ ନିବେଦନ କରୁଛି ମୋ’ ନିକଟକୁ ଆସ।” ତେଣୁ ତାଙ୍କର ଭାଇମାନେ ତାଙ୍କ ନିକଟକୁ ଗଲେ। ତେଣୁ ଯୋଷେଫ ସେମାନଙ୍କୁ କହିଲେ, “ମୁଁ ତୁମ୍ଭର ଭାଇ ଯୋଷେଫ, ମୁଁ ହେଉଛି ସେହି ଭାଇ ଯାହାକୁ ତୁମ୍ଭେମାନେ ବିକ୍ରି କଲ କ୍ରୀତଦାସ ପରି କ୍ରେତାମାନଙ୍କୁ, ଯେଉଁମାନେ ସେମାନଙ୍କର ମିଶରୀୟ ରାସ୍ତାରେ ଥିଲେ। ବର୍ତ୍ତମାନ ତୁମ୍ଭେ ବ୍ୟସ୍ତ ହୁଅ ନାହିଁ। ମୋତେ ଗୋଟିଏ କ୍ରୀତଦାସ ପରି ବିକ୍ରୀ କରିଥିବାରୁ ତୁମ୍ଭେ ନିଜ ଉପରେ ରାଗ ନାହିଁ। ତୁମ୍ଭ ସମ୍ମୁଖରେ ଜୀବନ ରକ୍ଷା କରିବା ପାଇଁ ପରମେଶ୍ୱର ମୋତେ ଏଠାକୁ ପଠାଇଲେ। ଦୁର୍ଭିକ୍ଷ ବର୍ତ୍ତମାନ ଦୁଇ ବର୍ଷ ଧରି ଗ୍ଭଲିଛି। ଆହୁରି ଏହିପରି ପାଞ୍ଚ ବର୍ଷ ହେବ। ଶସ୍ୟ କଅଁଳିବ ନାହିଁ। ତେଣୁ ପରମେଶ୍ୱର ମୋତେ ଏଠାକୁ ପଠାଇଛନ୍ତି ତୁମ୍ଭକୁ ଆଗେଇ ନେବା ପାଇଁ। ତେଣୁ ମୁଁ ଏଠାରେ ତୁମ୍ଭ ଦେଶର ଲୋକମାନଙ୍କୁ ରକ୍ଷା କରି ପାରିବି । ମୁଁ ଏଠାକୁ ତୁମ୍ଭ ଦୋଷରୁ ଆସି ନାହିଁ। ଏହା ପରମେଶ୍ୱରଙ୍କ ଯୋଜନା। ପରମେଶ୍ୱର ମୋତେ ଫାରୋଙ୍କର ପିତା ଓ ତାଙ୍କର କର୍ତ୍ତା କରିଛନ୍ତି ଏବଂ ସମସ୍ତ ମିଶର ଉପରେ କର୍ତ୍ତା କରିଛନ୍ତି।”

ଇସ୍ରାଏଲ ମିଶରକୁ ନିମନ୍ତ୍ରିତ ହେଲେ

ଯୋଷେଫ କହିଲେ, “ଶୀଘ୍ର ମୋର ପିତାଙ୍କ ନିକଟକୁ ଯାଅ। ତାଙ୍କୁ କୁହ ତୁମ୍ଭର ପୁତ୍ର ଯୋଷେଫ ଏହି ବାର୍ତ୍ତା ଦେଇଛନ୍ତି। ‘ପରମେଶ୍ୱର ମୋତେ ମିଶରର ରାଜ୍ୟପାଳ କରିଛନ୍ତି। ତେଣୁ ମୋ’ ପାଖକୁ ଆସ ଅପେକ୍ଷା କର ନାହିଁ। ଶୀଘ୍ର ଆସ। 10 ତୁମ୍ଭେ ପୁତ୍ର, ପୌତ୍ର ଓ ଗୋମେଷାଦି ସର୍ବଶ୍ୱ ସହିତ ଗୋଶନ ପ୍ରଦେଶରେ ବାସ କରି ମୋର ନିକଟବର୍ତ୍ତୀ ହେବ। 11 ମୁଁ ତୁମ୍ଭମାନଙ୍କର ଆଗାମୀ ପାଞ୍ଚ ବର୍ଷ ପାଇଁ ଯତ୍ନ ନେବି। ନ ହେଲେ ତୁମ୍ଭର ଏବଂ ତୁମ୍ଭ ପରିବାରର ଦରିଦ୍ର ଦଶା ଘଟିବ।’

12 ଯୋଷେଫ ତାଙ୍କର ଭାଇମାନଙ୍କୁ ଏ କଥା କହିଲେ, “ମୁଁ ଯୋଷେଫ ବୋଲି, ତୁମ୍ଭେ ନିଶ୍ଚିତରେ ଜାଣିଥିବ। ଏପରିକି ମୋର ଭାଇ ବିନ୍ୟାମୀନ ଜାଣୁ ଯେ ମୁଁ ଯୋଷେଫ, ତୁମ୍ଭର ଭାଇ କହୁଅଛି। 13 ତେଣୁ ତୁମ୍ଭେମାନେ ମୋର ଏଠାରେ ଐଶ୍ୱର୍ଯ୍ୟାଦି ଯାହା ଦେଖୁଛ, ତାହା ମୋ’ ପିତାଙ୍କୁ ଜଣାଅ। ମୋର ଏଠାରେ ଯାହା ଦେଖୁଛ ତାହା ସବୁ ମୋର ପିତାଙ୍କୁ ଯାଇ କୁହ। ବର୍ତ୍ତମାନ ତୁମ୍ଭେ ଶୀଘ୍ର ଯାଇ ମୋର ପିତାଙ୍କୁ ଏଠାକୁ ଆଣ।” 14 ଏହା ପରେ ଯୋଷେଫ ବିନ୍ୟାମୀନଙ୍କୁ ଆଲିଙ୍ଗନ କଲେ ଓ ଉଭୟ ଭାଇ ମିଶି କ୍ରନ୍ଦନ କଲେ। 15 ପୁଣି ଯୋଷେଫ ତାଙ୍କ ଅନ୍ୟ ସମସ୍ତ ଭାଇମାନଙ୍କୁ ଚୁମ୍ବନ କଲେ ଓ ସେମାନଙ୍କୁ ଧରି ରୋଦନ କଲେ। ଏହା ପରେ ତାଙ୍କର ଭାଇମାନେ ତାଙ୍କ ସହିତ କଥା କହିଲେ।

16 ଯୋଷେଫଙ୍କ ଭାଇମାନେ ଆସିଛନ୍ତି। ଏହି ଜନରବ ଫାରୋ ମଧ୍ୟ ଜାଣି ପାରିଲେ। ଏଥିରେ ଫାରୋ ଓ ତାଙ୍କର ଦାସ ସମୂହ ଆନନ୍ଦିତ ହେଲେ। 17 ଫାରୋ ଯୋଷେଫଙ୍କୁ କହିଲେ, “ତୁମ୍ଭର ଭାଇମାନଙ୍କୁ କୁହ ତାଙ୍କର ପଶୁମାନଙ୍କୁ ଖାଦ୍ୟ ଶସ୍ୟରେ ଲଦି ଦିଅନ୍ତୁ ଏବଂ କିଣାନ ଦେଶକୁ ଗ୍ଭଲିଯାଆନ୍ତୁ। 18 ତାଙ୍କୁ କୁହ, ତୁମ୍ଭର ପିତା ଏବଂ ତାଙ୍କର ପରିବାର ଧରି ଏଠାକୁ ଆସନ୍ତୁ। ମୁଁ ସେମାନଙ୍କୁ ମିଶରର ସବୁଠାରୁ ଉତ୍ତମ ଭୂମି ଦେବି ଏବଂ ସେମାନେ ଏଠାରେ ଥିବା ପର୍ଯ୍ୟନ୍ତ ଆମ୍ଭର ଖାଦ୍ୟ ଖାଇବେ।” 19 ଏହା ପରେ ଫାରୋ କହିଲେ, “ତୁମ୍ଭର ଭାଇମାନେ ମିଶରର ସର୍ବୋତ୍ତମ ଶକଟ ଦ୍ୱାରା ସେମାନଙ୍କର ଭୂମିକୁ ଯାତ୍ରା କରନ୍ତୁ ଏବଂ ସେମାନଙ୍କର ପିତା, ସେମାନଙ୍କର ସ୍ତ୍ରୀମାନଙ୍କୁ ଏବଂ ସେମାନଙ୍କର ପିଲାମାନଙ୍କୁ ଆଣନ୍ତୁ। 20 ସମସ୍ତ ମିଶର ଦେଶର ଉତ୍ତମ ଦ୍ରବ୍ୟ ତୁମ୍ଭମାନଙ୍କର ଅଟେ। ତୁମ୍ଭର ସମ୍ପତ୍ତିକୁ ତୁମ୍ଭର ଜନ୍ମଭୂମିରେ ପରିତ୍ୟାଗ କରିବା ବିଷୟରେ ଦୁଃଖ କର ନାହିଁ।”

21 ତେଣୁ ଇସ୍ରାଏଲଙ୍କ ପୁତ୍ରମାନେ ସେହିପରି କଲେ। ଫାରୋ କହିବା ଅନୁସାରେ ଯୋଷେଫ ସେମାନଙ୍କୁ ଉତ୍ତମ ଶକଟମାନ ଦେଲେ। ତାଙ୍କର ଯାତ୍ରା ପାଇଁ ଆବଶ୍ୟକ ଦ୍ରବ୍ୟମାନ ମଧ୍ୟ ଦେଲେ। 22 ଯୋଷେଫ ତାଙ୍କର ପ୍ରତ୍ୟେକ ଭାଇମାନଙ୍କୁ ଗୋଟିଏ ଯୋଡ଼ା ଉତ୍ତମ ବସ୍ତ୍ର ଦେଲେ। ମାତ୍ର ବିନ୍ୟାମୀନକୁ 300 ରୌପ୍ୟ ମୁଦ୍ରା ଓ ପାଞ୍ଚ ଯୋଡ଼ା ସୁକ୍ଷ୍ମ ବସ୍ତ୍ର ଦେଲେ। 23 ପୁଣି ଯୋଷେଫ ତାଙ୍କର ପିତାଙ୍କ ନିମନ୍ତେ ମିଶର ଦେଶର ଉତ୍ତମ ଦ୍ରବ୍ୟରେ ନଦା ଦଶ ଗଧ ଓ ପିତାଙ୍କ ପାଥେୟ ନିମନ୍ତେ ଶସ୍ୟ ଓ ରୋଟୀ ଆଦି ଭକ୍ଷ୍ୟ ଦ୍ରବ୍ୟରେ ନଦା ଦଶ ଗର୍ଦ୍ଦଭୀ ପାଠାଇଲେ। 24 ଏହା ପରେ ଯୋଷେଫ ତାଙ୍କର ଭାଇମାନଙ୍କୁ କହିଲେ, ସେମାନଙ୍କର ଘର ରାସ୍ତାରେ ଯିବାକୁ ଏବଂ ସେମାନଙ୍କୁ ସାବଧାନ କରାଇ କହିଲେ, “ସିଧା ଘରକୁ ଯାଅ। ବାଟରେ ଝଗଡ଼ା କର ନାହିଁ।”

25 ଏହିପରି ଭାବରେ ଯୋଷେଫଙ୍କର ଭାଇମାନେ ମିଶର ଛାଡ଼ି କିଣାନ ଦେଶକୁ ଗଲେ। ତା’ପରେ ସେମାନେ ସେମାନଙ୍କର ପିତା ଯାକୁବଙ୍କ ଆଗକୁ ଆସିଲେ। 26 ଭାଇମାନେ ତାଙ୍କ ପିତାଙ୍କୁ କହିଲେ, “ପିତା, ଯୋଷେଫ ଏବଂ ମଧ୍ୟ ବଞ୍ଚିଛନ୍ତି। ସେ ବର୍ତ୍ତମାନ ସମସ୍ତ ମିଶର ଉପରେ କର୍ତ୍ତା ଅଟନ୍ତି।”

ତାଙ୍କର ପିତା କିଛି ଭାବି ପାରିଲେ ନାହିଁ। ପ୍ରଥମେ ସେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ। 27 ତା’ପରେ ଯୋଷେଫଙ୍କ ସମସ୍ତ କଥା ସେମାନେ ତାଙ୍କୁ କହିଲେ। ଏବଂ ଯାକୁବ ତାଙ୍କ ପାଇଁ ପଠାଇଥିବା ଶକଟମାନ ଦେଖିଲେ। ଏହା ପରେ ଯାକୁବ ଅତ୍ୟନ୍ତ ଆନନ୍ଦିତ ହେଲେ। 28 ଯାକୁବ କହିଲେ, “ଏହା ଯଥେଷ୍ଟ! ଆଉ ତୁମ୍ଭର ଅଧିକ କିଛି କହିବା ଦରକାର ନାହିଁ। ମୋର ପୁତ୍ର ଯୋଷେଫ ଏବେବି ଜୀବିତ। ମୁଁ ମଲା ପୂର୍ବରୁ ତାକୁ ଦେଖିବାକୁ ଯିବି।”

ମାଥିଉ ଲିଖିତ ସୁସମାଗ୍ଭର 12:24-50

24 ମାତ୍ର ଫାରୂଶୀମାନେ ଲୋକଙ୍କର ଏହି କଥା ଶୁଣି କହିଲେ, “ଯୀଶୁ ଭୂତମାନଙ୍କ ଶାସକ ବାଆ‌‌‌ଲ୍‌ଜିବୂଲ୍ [a]ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାନ୍ତି।”

25 ଯୀଶୁ ଫାରୂଶୀମାନଙ୍କର ମନକଥା ଜାଣି ପାରିଲେ ଓ ସେମାନଙ୍କୁ କହିଲେ, “ନିଜ ବିରୁଦ୍ଧରେ ବିଭେଦ ସୃଷ୍ଟି କରୁଥିବା ପ୍ରତ୍ୟେକ ରାଜ୍ୟ ଧ୍ୱଂସ ପାଇଯିବ। ଯଦି କୌଣସି ନଗର ନିଜ ନିଜ ମଧ୍ୟରେ ଭାଗଭାଗ ହୋଇଯାଏ, ତେବେ ତାହା ତିଷ୍ଠିରହି ପାରିବନି। ସେହିଭଳି ନିଜ ନିଜ ଭିତରେ ଭାଗ ହୋଇଗଲେ କୌଣସି ପରିବାର ତିଷ୍ଠି ରହି ପାରିବନି। 26 ଯଦି ଶୟତାନ ତା’ର ନିଜ ଭୂତମାନଙ୍କୁ ତଡ଼ି ଦିଏ, ତେବେ ତା’ର ଅର୍ଥ ସେ ନିଜେ ନିଜ ଭିତରେ ଭାଗଭାଗ ହୋଇଛି। ଏ ପରିସ୍ଥିତିରେ ତା’ର ରାଜ୍ୟ ତିଷ୍ଠି ରହି ପାରିବା ସମ୍ଭବ ହେବ ନାହିଁ। 27 ତୁମ୍ଭ କହିବା ଅନୁସାରେ ମୁଁ ଯଦି ବାଆ‌‌‌ଲ୍‌ଜିବୂ‌ଲ୍‌ର ଶକ୍ତି ସାହାଯ୍ୟରେ ଭୂତମାନଙ୍କୁ ତଡ଼ି ଦେଉଛି, ତେବେ ତୁମ୍ଭର ଶିଷ୍ୟମାନେ କାହା ସାହାଯ୍ୟରେ ତାହାଙ୍କୁ ତଡ଼ୁଛନ୍ତି? ତେଣୁ ତୁମ୍ଭ ନିଜର ଶିଷ୍ୟମାନେ ପ୍ରମାଣିତ କରିଦେଉଛନ୍ତି ଯେ ତୁମ୍ଭେ ଭୁଲ୍ କହୁଛ। 28 ମୁଁ କିନ୍ତୁ ଭୂତମାନଙ୍କୁ ପରମେଶ୍ୱରଙ୍କ ଆତ୍ମାର ଶକ୍ତି ସାହାଯ୍ୟରେ ତଡ଼ି ଦେଉଛି। ତେଣୁ ଏଥିରୁ ପ୍ରମାଣିତ ହେଉଛି ଯେ, ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭ ନିକଟରେ ପୂରାପୂରି ଆସି ପହଞ୍ଚିଗଲାଣି। 29 ଜଣେ ଲୋକ କୌଣସି ବଳବାନ ଲୋକ ଘରେ ପଶି ତା’ର ସମ୍ପତ୍ତି ଗ୍ଭେରେଇନେବାକୁ ଗ୍ଭହିଁଲେ, ସେ ବଳବାନ ଲୋକଟିକୁ ପ୍ରଥମେ ବାନ୍ଧି ପକାଇବ। ତା’ପରେ ସେ ବଳବାନ ଲୋକର ଘରୁ ସବୁ ଲୁଟି କରି ନେଇ ଯାଇପାରିବ। 30 ଯଦି କେହି ମୋ’ ସହିତ କାମ କରୁ ନାହିଁ, ତେବେ ସେ ମୋ’ ବିରୁଦ୍ଧରେ କାମ କରୁଛି।

31 ତେଣୁ ମୁଁ ତୁମ୍ଭକୁ କହୁଛି ଯେ, ଲୋକେ ଯେଉଁସବୁ ପାପ କରୁଛନ୍ତି ତାହା କ୍ଷମା କରି ଦିଆଯିବ। ଲୋକମାନେ ଯେଉଁସବୁ ଖରାପ କଥା କହୁଛନ୍ତି, ତାହା କ୍ଷମା କରି ଦିଆଯିବ। କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କଲେ କ୍ଷମା କରାଯାଇ ପାରିବନି। 32 ଯଦି କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କିଛି କୁହେ ତେବେ ତାକୁ କ୍ଷମା କରାଯାଇପାରେ, କିନ୍ତୁ ପବିତ୍ରଆତ୍ମାଙ୍କ ବିରୁଦ୍ଧରେ କେହି କିଛି କହିଲେ ତାକୁ ବର୍ତ୍ତମାନ ବା ଭବିଷ୍ୟତରେ କେବେ ହେଲେ କ୍ଷମା କରାଯିବ ନାହିଁ।

କର୍ମ ହିଁ ବ୍ୟକ୍ତିର ପରିଚୟ ଦିଏ(A)

33 “ଭଲ ଫଳ ପାଇବାକୁ ହେଲେ ଭଲ ଗଛଟିଏ ଲଗାଇବାକୁ ପଡ଼େ। ତୁମ୍ଭର ଖରାପ ଗଛଟିଏ ଥିଲେ ସେଥିରୁ ତୁମ୍ଭେ ଖରାପ ଫଳ ପାଇବ। କାରଣ ଫଳଦ୍ୱାରା ଗଛଟିକୁ ଚିହ୍ନି ହୁଏ। 34 ହେ କାଳସର୍ପର ସନ୍ତାନଗଣ, ତୁମ୍ଭେମାନେ ମନ୍ଦ ଲୋକ, ତୁମ୍ଭେ ଭଲ କଥା କିପରି କହି ପାରିବ? ଜଣେ ତା ମନ ଭିତରେ ଯାହା ଭାବୁଥାଏ, ତାକୁ କଥାରେ ପ୍ରକାଶ କରିଥାଏ। 35 ଗୋଟିଏ ଭଲ ଲୋକର ମନରେ ଭଲ କଥା ସଞ୍ଚିତ ହୋଇ ରହିଥାଏ, ସେ କହିବା ବେଳେ ତା’ର ମନରୁ ଭଲ କଥା ବାହାରି ଆସେ। କିନ୍ତୁ ଜଣେ ଖରାପ ଲୋକର ମନ ଭିତରେ ଖରାପ କଥା ସବୁ ସଞ୍ଚିତ ହୋଇ ରହିଥାଏ। ସେ କହିବା ବେଳେ ତା’ ମନ ଭିତରୁ ଖରାପ କଥା ବାହାରିଥାଏ। ତେଣୁ ସେ ଖରାପ କଥା କୁହେ। 36 କିନ୍ତୁ ମୁଁ ତୁମ୍ଭକୁ କହିଛି ଲୋକମାନେ ଅଜାଗ୍ରତ ଭାବରେ କିଛି କହିଥିବା ପ୍ରତ୍ୟେକ ଶବ୍ଦପାଇଁ ବିଗ୍ଭର ଦିନରେ ସେମାନଙ୍କୁ ଉତ୍ତର ଦେବାକୁ ହେବ। 37 ଅତଏବ ଯେଉଁସବୁ କଥା ତୁମ୍ଭେ କହିଥିବ, ତା ଅନୁସାରେ ତୁମ୍ଭକୁ ଦୋଷୀ ବା ତୁମ୍ଭକୁ ନିର୍ଦ୍ଦୋଷୀ ବୋଲି ବିଗ୍ଭର କରାଯିବ।”

ଯୀଶୁଙ୍କୁ ପ୍ରମାଣ ଦେବା ପାଇଁ ଯିହୂଦୀମାନଙ୍କର ଆହ୍ୱାନ(B)

38 ତା’ପରେ ଯିହୂଦୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଭିତରୁ କେତେକ ଯୀଶୁଙ୍କୁ କହିଲେ, “ଗୁରୁ, ତୁମ୍ଭେ ଆମ୍ଭକୁ ଚିହ୍ନ ସ୍ୱରୂପ ଆଶ୍ଚର୍ଯ୍ୟକାର୍ଯ୍ୟଟିଏ ଦେଖାଅ।”

39 ଯୀଶୁ କହିଲେ, “ମନ୍ଦ ଓ ପାପୀ ଲୋକମାନେ ପ୍ରମାଣ ପାଇଁ ଆଶ୍ଚର୍ଯ୍ୟକାର୍ଯ୍ୟ ଦେଖିବାକୁ ଗ୍ଭହାନ୍ତି। କିନ୍ତୁ ତାହାଙ୍କୁ କୌଣସି ପ୍ରମାଣ ଦେଖାଇ ଦିଆ ଯିବ ନାହିଁ। କେବଳ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଯୂନସଙ୍କ କ୍ଷେତ୍ରରେ ଘଟିଥିବା ଆଶ୍ଚର୍ଯ୍ୟକାର୍ଯ୍ୟ ହିଁ ସେମାନଙ୍କ ପାଇଁ ଏକମାତ୍ର ଚିହ୍ନ ହେବ। 40 ଯୂନସ ସମୁଦ୍ରର ଗୋଟିଏ ବଡ଼ ମାଛ ପେଟରେ ତିନି ଦିନ ଓ ତିନିରାତି ଥିଲେ। ସେହିପରି ମନୁଷ୍ୟପୁତ୍ର ତିନି ଦିନ ଓ ତିନିରାତି କବର ଭିତରେ ରହିବେ। 41 ଯେଉଁ ଦିନ ବିଗ୍ଭର ହେବ, ସେହି ଦିନ ନୀନିବୀର ଲୋକମାନେ ବର୍ତ୍ତମାନ ଜୀବିତ ଥିବା ଲୋକଙ୍କ ସହିତ ଠିଆ ହେବେ ଏବଂ ସେମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ। କାରଣ ଯେତେବେଳେ ଯୂନସ ସେମାନଙ୍କୁ ଉପଦେଶ ଦେଲେ ନୀନିବୀର ଲୋକେ ନିଜ ନିଜର ହୃଦୟ ପରିବର୍ତ୍ତନ କରିଥିଲେ। ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ମୁଁ ଯୂନସଙ୍କ ଅପେକ୍ଷା ଅଧିକ ମହାନ୍।

42 “ଯେଉଁ ଦିନ ବିଗ୍ଭର ହେବ ସେ ଦିନ ଦକ୍ଷିଣର ରାଣୀ ବର୍ତ୍ତମାନ ଜୀବିତ ଥିବା ଲୋକଙ୍କ ସହିତ ଠିଆହେବେ ଏବଂ ସେ ସେମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ। କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବା ପାଇଁ ବହୁତ ଦୂରରୁ ଆସିଥିଲେ। ଏବଂ ମୁଁ ତୁମ୍ଭକୁ କହୁଛି ଯେ ମୁଁ ଶଲୋମନଙ୍କଠାରୁ ଅଧିକ ମହାନ୍।

ବର୍ତ୍ତମାନର ଲୋକମାନଙ୍କଠାରେ ମନ୍ଦଗୁଣ ଭରି ରହିଛି(C)

43 “ଯେତେବେଳେ ଗୋଟିଏ ଭୂତ କୌଣସି ଲୋକଦେହରୁ ବାହାରି ଗ୍ଭଲି ଆସେ, ସେତେବେଳେ ସେ ପଥଭ୍ରଷ୍ଟ ହୋଇ ବିଶ୍ରାମ ନେବା ପାଇଁ ଶୁଖିଲା ଜାଗାଟିଏ ଖୋଜି ବୁଲେ, କିନ୍ତୁ ସେଭଳି ଜାଗାଟିଏ ତାକୁ ମିଳେ ନାହିଁ। 44 ସେତେବେଳେ ସେ କୁହେ, ‘ମୁଁ ମୋର ଯେଉଁ ପୁରୁଣା ଘର ଛାଡ଼ି ଗ୍ଭଲି ଆସିଛି, ପୁଣି ସେଠାକୁ ଫେରିଯିବି।’ ସେ ପୁଣି ଫେରି ଆସେ, ସେ ଦେଖେ ସେପର୍ଯ୍ୟନ୍ତ ମଧ୍ୟ ଘରଟି ଖାଲି ଅଛି। ସଫା ଅଛି ଏବଂ ସବୁ ଠି‌କ୍‌ଠା‌କ୍‌ ଅଛି। ତା’ପରେ ସେ ଯାଏ ଓ ତା’ଠାରୁ ଅଧିକ ଖରାପ ଆଉ ସାତୋଟା ଭୂତଙ୍କୁ ଡାକିଆଣେ। 45 ତା’ପରେ ସବୁ ଭୂତ ସେ ଘର ଭିତରକୁ ଯାଇ ସେଠାରେ ବସବାସ କରନ୍ତି। ସେତେବେଳେ ଲୋକଟିର ଅବସ୍ଥା ପୂର୍ବ ଅପେକ୍ଷା ଅଧିକ ଶୋଚନୀୟ ହୋଇପଡ଼େ। ଏବେ ଜୀବିତ ଥିବା ମନ୍ଦ ଲୋକଙ୍କ ପାଇଁ ସେହି ଏକାକଥା ଘଟିବ।”

ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କର ପରିବାର(D)

46 ଯୀଶୁ ଯେତେବେଳେ ଏହିସବୁ କଥା ସେଠାରେ ଜମା ହୋଇଥିବା ଲୋକମାନଙ୍କୁ କହୁଥିଲେ, ସେତେବେଳେ ତାହାଙ୍କ ମା ଏବଂ ଭାଇ ଆସି ବାହାରେ ଠିଆ ହେଲେ। ସେମାନେ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା କରିବା ପାଇଁ ଗ୍ଭହୁଁଥିଲେ। 47 ଜଣେ କେହି ଯୀଶୁଙ୍କୁ କହିଲେ, “ତୁମ୍ଭର ମା ଏବଂ ଭାଇମାନେ ବାହାରେ ଅପେକ୍ଷା କରିଛନ୍ତି। ସେମାନେ ତୁମ୍ଭ ସହିତ କଥାବାର୍ତ୍ତା ହେବାକୁ ଗ୍ଭହୁଁଛନ୍ତି।”

48 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋର ମା କିଏ? ମୋର ଭାଇମାନେ କିଏ?” 49 ତା’ପରେ ସେ ତାହାଙ୍କର ଶିଷ୍ୟମାନଙ୍କ ଆଡ଼କୁ ହାତ ବଢ଼େଇ କହିଲେ, “ଏମାନେ ମୋର ମା ଓ ଭାଇ। 50 ଯିଏ ସ୍ୱର୍ଗରେ ରହୁଥିବା ମୋର ପରମପିତାଙ୍କ ଇଚ୍ଛା ଅନୁସାରେ କାମ କରନ୍ତି, ସେ ମୋର ଭାଇ, ଭଉଣୀ ଓ ମା।”

Oriya Bible: Easy-to-Read Version (ERV-OR)

2010 by World Bible Translation Center