Old/New Testament
ନିସ୍ତାରପର୍ବ
12 ଯେଉଁ ସମୟରେ ମୋଶା ଏବଂ ହାରୋଣ ମିଶରରେ ଥିଲେ, ସଦାପ୍ରଭୁ ସେମାନଙ୍କୁ କହିଲେ, 2 “ଏହି ମାସ ତୁମ୍ଭମାନଙ୍କ ପାଇଁ ବର୍ଷର ପ୍ରଥମ ମାସ ହେବ ଏବଂ ଏହା ତୁମ୍ଭମାନଙ୍କ ପାଇଁ ପ୍ରଧାନ ମାସ ହେବ। 3 ଏହି ଆଜ୍ଞା ସମଗ୍ର ଇସ୍ରାଏଲୀୟମାନଙ୍କ ପାଇଁ ଥିଲା। ଏହି ମାସର ଦଶମ ଦିନରେ ପ୍ରତ୍ୟେକ ଲୋକ ଗୋଟିଏ ମେଷ ଶାବକ ଆପଣା ପରିବାରମାନଙ୍କ ପାଇଁ ନେବ। 4 ଯଦି, ତୁମ୍ଭ ପରିବାରରେ ଯଥେଷ୍ଟ ଲୋକ ନ ଥା’ନ୍ତି ତାକୁ ଖାଇବାକୁ, ତେବେ ସେ ତା’ର ପଡ଼ୋଶୀଙ୍କୁ ନିମନ୍ତ୍ରଣ କରି ଆଣିବ। ସମସ୍ତଙ୍କ ପାଇଁ ଯେପରି ଉପଯୁକ୍ତ ପରିମାଣରେ ଖାଦ୍ୟ ହେବ। 5 ଯେଉଁ ମେଷ ଶାବକଟିକୁ ନେବ ତାହା ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟବାନ ଓ ଏହା ଏକ ବର୍ଷର ପୁରୁଷ ମେଷ ହେବା ଆବଶ୍ୟକ। ଏହି ପଶୁଟି ଏକ ଯୁବାମେଷ କିମ୍ବା ଏକ ଛେଳି ଶାବକ ହେବା ଦରକାର। 6 ତୁମ୍ଭମାନଙ୍କୁ ସେହି ମେଷ ଶାବକକୁ ମାସର ଚତୁର୍ଦ୍ଦଶ ଦିନଯାଏ ନଜରରେ ରଖିବାକୁ ହେବ। ସେହି ଦିନ ଇସ୍ରାଏଲର ସମସ୍ତ ଲୋକମାନେ ସୂର୍ଯ୍ୟାସ୍ତ ପରେ ସନ୍ଧ୍ୟା ପୂର୍ବରୁ ଏମାନଙ୍କୁ ହତ୍ୟା କରିବେ। 7 ତୁମ୍ଭେମାନେ ସେହି ପଶୁର ରକ୍ତ ନେଇ ତୁମ୍ଭେ ଯେଉଁ ଘରେ ମେଷ ଖାଉଥିବ, ସେହି ଗୃହର ଦ୍ୱାରବନ୍ଧ ଉପର ଓ ବାଜୁବନ୍ଧ ପାଖରେ ସେହି ରକ୍ତ ଲଗାଇବ।
8 “ସେହି ରାତ୍ରିରେ, ତୁମ୍ଭେ ତା’ର ମାଂସକୁ ଅଗ୍ନିରେ ଦଗ୍ଧ କରି ତାଡ଼ି ଶୂନ୍ୟ ରୋଟୀ ଓ ତିକ୍ତ ଶାକ ସହିତ ତାହା ଭୋଜନ କରିବ। 9 ତୁମ୍ଭେ ସେହି ମାଂସକୁ କଞ୍ଚା ଖାଇବ ନାହିଁ କିମ୍ବା ପାଣିରେ ସିଝାଇବ ନାହିଁ। ତୁମ୍ଭେ ସେହି ମେଷ ଶାବକକୁ ନିଆଁରେ ପୁରାପୁରି ପୋଡ଼ିବା ଉଚିତ୍। ମେଷର ମୁଣ୍ତ, ଗୋଡ଼ ଏବଂ ଭିତରର ସମସ୍ତ ଅଂଶ ରହିବା ଉଚିତ୍। 10 ତୁମ୍ଭେ ନିଶ୍ଚିତ ତା’ର ମାଂସକୁ ସେହି ଦିନ ରାତ୍ରିରେ ଖାଇ ଶେଷ କରିବ। ଯଦି କିଛି ମାଂସ ପ୍ରଭାତ ପର୍ଯ୍ୟନ୍ତ ବଳିଯାଏ, ତେବେ ତାହାକୁ ନ ଖାଇ ଅଗ୍ନିରେ ଦଗ୍ଧ କରିବ।
11 “ତୁମ୍ଭେମାନେ ଯେତେବେଳେ ଏହି ମାଂସ ଭୋଜନ କରିବ, ସେତେବେଳେ ତୁମ୍ଭେମାନେ ଉତ୍ତମ ପୋଷାକମାନ ପରିଧାନ କରିବ, ତୁମ୍ଭେମାନେ ଭ୍ରମଣ ପାଇଁ ଯିବା ବେଳେ ଯେଉଁପରି ଭାବରେ ପୋଷାକ ପରିଧାନ କର। ତୁମ୍ଭେ ଜୋତା ପିନ୍ଧିବା ଉଚିତ୍ ଓ ତୁମ୍ଭ ହସ୍ତରେ ତୁମ୍ଭର ଆଶାବାଡ଼ି ରହିବା ଉଚିତ୍। ତୁମ୍ଭେ ଏହାକୁ ଶୀଘ୍ର ଭୋଜନ କରିବ। କାରଣ ଏହା ହେଉଛି ସଦାପ୍ରଭୁଙ୍କର ନିସ୍ତାରପର୍ବ।
12 “ଆଜି ରାତ୍ରିରେ ମୁଁ ମିଶର ଦେଶ ମଧ୍ୟଦେଇ ଯିବି ଓ ସେମାନଙ୍କର ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ୟା କରିବି। ଏହି ପ୍ରକାରରେ ମିଶରର ସମସ୍ତ ଦେବତାମାନଙ୍କର ବିଗ୍ଭର କରିବି। ମୁଁ ତାଙ୍କୁ ଦେଖାଇବି ଯେ, ମୁଁ ହେଉଛି ସଦାପ୍ରଭୁ। 13 ମନେରଖ ସେହି ରକ୍ତ ତୁମ୍ଭ ଘରମାନଙ୍କର ଚିହ୍ନ ସ୍ୱରୂପ ହେବ। ମୁଁ ଯେତେବେଳେ ସେହି ରକ୍ତ ଦେଖିବି ସେହି ଘରକୁ ଛାଡ଼ି ଆଗକୁ ଆଗେଇବି। ସଂହାର କାର୍ଯ୍ୟ କେବଳ ମିଶର ଉପରେ ହେବ ତୁମ୍ଭମାନଙ୍କର କିଛି ହେବ ନାହିଁ।
14 “ତେଣୁ ତୁମ୍ଭେମାନେ ଭଲଭାବେ ମନେରଖ ଯେ, ଆଜି ରାତ୍ରଟି ତୁମ୍ଭମାନଙ୍କ ପାଇଁ ସ୍ମରଣୀୟ ଦିନ ହେବ। ତୁମ୍ଭେମାନେ ଏହି ଦିନକୁ ସଦାପ୍ରଭୁଙ୍କର ପର୍ବରୂପେ ପାଳନ କରିବ। ତୁମ୍ଭର ଭବିଷ୍ୟଦ୍ ବଂଶଧରମାନେ ଏହି ପର୍ବ ପ୍ରତି ବର୍ଷ ପାଳନ କରିବେ। 15 ଏହି ଉତ୍ସବରେ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀ ସାତ ଦିନ ପର୍ଯ୍ୟନ୍ତ ଖାଇବ। ବିଶେଷତଃ ପ୍ରଥମ ଦିନରେ ତୁମ୍ଭ ଗୃହରୁ ତାଡ଼ି ଦୂରରେ ରଖିବ। ଏହି ସାତ ଦିନ ମଧ୍ୟରେ ତୁମ୍ଭେମାନେ କେହି ତାଡ଼ି ଖାଇବ ନାହିଁ। ଯଦି କେହି ତାଡ଼ି ଭୋଜନ କରେ ତେବେ ସେ ତା’ର ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। 16 ଏହି ପର୍ବର ପ୍ରଥମ ଦିନ ଓ ଶେଷ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ। ତୁମ୍ଭେମାନେ ସେହି ଦିନ କିଛି କରିବା ଉଚିତ୍ ନୁହେଁ। କେବଳ ତୁମ୍ଭେମାନେ ତୁମ୍ଭମାନଙ୍କର ଖାଦ୍ୟ ପ୍ରସ୍ତୁତ କରିବ। 17 ଏହି ପ୍ରକାରରେ ତୁମ୍ଭେମାନ ତାଡ଼ିଶୂନ୍ୟ ରୋଟୀର ପର୍ବ ପ୍ରତି ବର୍ଷ ପାଳନ କରିବ। କାରଣ ସେହି ଦିନରେ ହିଁ ମୁଁ ତୁମ୍ଭମାନଙ୍କୁ ମିଶରରୁ ଦଳବଦ୍ଧ କରି ବାହାର କରି ଆଣିବା। ଏଣୁ ତୁମ୍ଭମାନଙ୍କର ବଂଶଧର ଅନନ୍ତକାଳୀନ ବ୍ୟବସ୍ଥାରେ ମୋ’ ପାଇଁ ଏହି ଦିନ ପାଳନ କରିବ। 18 ତୁମ୍ଭେମାନେ ପ୍ରଥମ ମାସର ଚଉଦ ଦିନର ସନ୍ଧ୍ୟା ସମୟରୁ ଏକୋଇଶ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ। 19 ସପ୍ତାହ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗୃହରେ ଲେଶମାତ୍ର ତାଡ଼ି ନ ରହୁ, କାରଣ ବିଦେଶୀ ଅବା ସ୍ୱଦେଶୀ ଯେଉଁ ଜନ ଏଥିମଧ୍ୟରେ ତାଡ଼ି ମିଶ୍ରିତ ଦ୍ରବ୍ୟ ଖାଇବ, ସେ ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ। 20 ଏହି ପର୍ବରେ, ତୁମ୍ଭେମାନେ ତାଡ଼ିମିଶ୍ରିତ ରୋଟୀ ଖାଇବ ନାହିଁ। ତୁମ୍ଭେମାନେ ଯେଉଁ ସ୍ଥାନରେ ବାସ କରନା କାହିଁକି ତାଡ଼ିଶୂନ୍ୟ ରୋଟୀ ଖାଇବ।”
21 ତେଣୁ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଏକତ୍ର କଲେ। ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ତୁମ୍ଭର ପରିବାର ପାଇଁ ଏକ ମେଷଶାବକ ଆଣ ଓ ନିସ୍ତାରପର୍ବର ମେଷଶାବକକୁ ବଧ କର। 22 ବିଡ଼ାଏ ଏସୋବ୍ ନେଇ ପାତ୍ରରେ ଥିବା ରକ୍ତରେ ବୁଡ଼ାଇ ଦ୍ୱାରର କପାଳି ଓ ଦୁଇ ବାଜୁବନ୍ଧ ଉପରେ ପାତ୍ରସ୍ଥିତ ରକ୍ତ ଲଗାଅ। ପୁଣି ପ୍ରଭାତ ଯାଏ ତୁମ୍ଭମାନଙ୍କର କେହିଗୃହ ଦ୍ୱାରର ବାହାରକୁ ନ ଯାଉ। 23 ସେହି ସମୟରେ ସଦାପ୍ରଭୁ ମିଶର ମଝିରେ ଯିବେ ଏବଂ ମିଶରୀୟମାନଙ୍କୁ ହତ୍ୟା କରିବେ। ସଦାପ୍ରଭୁ ଯେଉଁ ଦ୍ୱାରରେ ରକ୍ତ ଚିହ୍ନ ଦେଖିବେ ସେହି ଘରକୁ ଛାଡ଼ି ଦେବେ। ସେ ମୃତ୍ୟୁ ଦୂତକୁ ତୁମ୍ଭ ଘରେ ପଶି ତୁମ୍ଭକୁ ହତ୍ୟା କରିବାକୁ ଦେବେ ନାହିଁ। 24 ତୁମ୍ଭମାନଙ୍କୁ ଏହି ଆଜ୍ଞା ମାନିବାକୁ ହେବ। ଏହି ବ୍ୟବସ୍ଥା ତୁମ୍ଭମାନଙ୍କ ପାଇଁ ଓ ତୁମ୍ଭମାନଙ୍କର ଭବିଷ୍ୟଦ୍ ବଂଶଧରମାନଙ୍କ ପାଇଁ। ତୁମ୍ଭର ଭବିଷ୍ୟଦ୍ ବଂଶଧରମାନେ ସବୁଦିନ ପାଇଁ ପାଳନ କରିବା ଉଚିତ୍। 25 ତୁମ୍ଭମାନଙ୍କର ଏକଥା ଯେପରି ମନେ ରହେ ଏହା ତୁମ୍ଭେମାନେ ସେଠାରେ ମଧ୍ୟ ପାଳନ କରିବ, ସେହି ଭୂମି ସଦାପ୍ରଭୁ ତୁମ୍ଭମାନଙ୍କୁ ଦେବେ, ଯେହେତୁ ସେ ପ୍ରତିଜ୍ଞା କରିଥିଲେ। 26 ଯେତେବେଳେ ତୁମ୍ଭର ପିଲାମାନେ ତୁମ୍ଭକୁ ପଗ୍ଭରିବେ, ‘ତୁମ୍ଭେମାନେ କାହିଁକି ଏପରି ପର୍ବ ପାଳନ କରୁଛ?’ 27 ତୁମ୍ଭେମାନେ କହିବ, ‘ଏହା ହେଉଛି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବୀୟ ବଳିଦାନ। କାରଣ ଯେତେବେଳେ ଆମ୍ଭେ ମିଶରରେ ଥିଲୁ, ସଦାପ୍ରଭୁ ସେତେବେଳେ ଆମ୍ଭମାନଙ୍କୁ ଛାଡ଼ି କେବଳ ମିଶରବାସୀମାନଙ୍କୁ ଆଘାତ କରିଥିଲେ। ସଦାପ୍ରଭୁ ମିଶରବାସୀମାନଙ୍କୁ ହତ୍ୟା କଲାବେଳେ ଆମ୍ଭମାନଙ୍କୁ ସୁରକ୍ଷା ଦେଇଥିଲେ।’”
ଯେଉଁଥିପାଇଁ ବର୍ତ୍ତମାନ ଲୋକମାନେ ନତମସ୍ତକ ହୋଇ ପ୍ରଣାମ କଲେ। 28 ଏହି ଆଜ୍ଞା ସଦାପ୍ରଭୁ, ମୋଶା ଏବଂ ହାରୋଣଙ୍କୁ ଦେଇଥିଲେ। ତେଣୁ ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ କର୍ମମାନ କଲେ।
29 ମଧ୍ୟରାତ୍ରରେ, ସଦାପ୍ରଭୁ ମିଶରର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ୟା କଲେ, ଏପରିକି ସଦାପ୍ରଭୁ ରାଜା ଫାରୋଙ୍କର ପ୍ରଥମଜାତ ସନ୍ତାନ, କଏଦିର ପ୍ରଥମ ସନ୍ତାନ ଓ ପଶୁମାନଙ୍କର ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ୟା କଲେ। 30 ସେହି ରାତ୍ରରେ ମିଶରର ପ୍ରତ୍ୟେକ ଗୃହରୁ ଜଣେ ଜଣେ ମରିଥିଲେ। ଫାରୋ ତାଙ୍କର କର୍ମଗ୍ଭରୀ ଓ ସେ ଦେଶର ସମସ୍ତ ଲୋକ କ୍ରନ୍ଦନ କରିବାକୁ ଲାଗିଲେ।
ଇସ୍ରାଏଲ ମିଶର ଛାଡ଼ିଲେ
31 ସେହି ରାତ୍ରିରେ ରାଜା ଫାରୋ, ମୋଶା ଓ ହାରୋଣଙ୍କୁ ଡକାଇ ପଠାଇଲେ। ଫାରୋ ସେମାନଙ୍କୁ କହିଲେ, “ଉଠ ଏବଂ ଆମ୍ଭ ଲୋକମାନଙ୍କ ମଧ୍ୟରୁ ବାହାର। ତୁମ୍ଭମାନଙ୍କର ବାକ୍ୟ ଅନୁସାରେ ସଦାପ୍ରଭୁଙ୍କର ଉପାସନା କରିବା ପାଇଁ ଯାତ୍ରା କର। 32 ତୁମ୍ଭେ ତୁମ୍ଭର ମେଷ, ଗାଈ ଗୋରୁ ସମସ୍ତ ନେଇ ଯାଅ ଏବଂ ମୋତେ ଆଶୀର୍ବାଦ କର।” 33 ମିଶରର ଲୋକମାନେ ସେମାନଙ୍କୁ ଶୀଘ୍ର ଶୀଘ୍ର ବିଦାୟ କଲେ। କାରଣ, ସେମାନେ କହିଲେ, “ଯଦି ତୁମ୍ଭେମାନେ ନ ଯାଅ, ଆମ୍ଭେ ସମସ୍ତେ ମରିଯିବୁ।”
34 ଇସ୍ରାଏଲର ଲୋକମାନେ ତାଙ୍କ ଅଟାରେ ତାଡ଼ି ମିଶାଇବାକୁ ସମୟ ପାଇ ନ ଥିଲେ। ସେମାନେ ଅଟା ନେଇ ପଳାଇଲେ। ସେମାନେ ସେମାନଙ୍କର ପାତ୍ରଗୁଡ଼ିକ ଲୁଗାରେ ଗୁଡ଼ାଇଲେ ଏବଂ ସେମାନଙ୍କର କାନ୍ଧରେ ବହିଲେ। 35 ଏହା ପରେ ଇସ୍ରାଏଲୀୟ ଲୋକମାନେ ମୋଶାଙ୍କର ଆଜ୍ଞାନୁସାରେ ଗଲେ। ସେମାନେ ତାଙ୍କର ମିଶରୀୟ ପଡ଼ୋଶୀମାନଙ୍କ ନିକଟକୁ ଗଲେ ଓ ସେମାନଙ୍କୁ ରୂପା ଅଳଙ୍କାର, ସ୍ୱର୍ଣ୍ଣ ଅଳଙ୍କାର ଏବଂ ଲୁଗା ମାଗିଲେ। 36 ସଦାପ୍ରଭୁ ମିଶରବାସୀମାନଙ୍କ ହୃଦୟରେ ଇସ୍ରାଏଲୀୟମାନଙ୍କ ପାଇଁ ଦୟା ସୃଷ୍ଟି କଲେ। ତେଣୁ ଇସ୍ରାଏଲୀୟମାନେ ଯାହା ମାଗିଲେ ମିଶରବାସୀମାନେ ସବୁ ଦେଲେ। ଏହି ପ୍ରକାରେ ଇସ୍ରାଏଲୀୟମାନେ ମିଶରୀୟମାନଙ୍କୁ ଲୁଣ୍ଠନ କଲେ।
37 ଇସ୍ରାଏଲୀୟ ଲୋକମାନେ ରାମିଷେଷ୍ଠାରୁ ସୁକ୍କୋତକୁ ଯାତ୍ରା କଲେ। ସେମାନେ ପିଲାମାନଙ୍କୁ ଛାଡ଼ି ମୋଟରେ 600,000 ଲୋକ ଥିଲେ। 38 ସେମାନେ ମିଶ୍ରିତ ଲୋକମାନଙ୍କର ଏକ ମହାଜନତା ଓ ମେଷ, ଛେଳି ଓ ଗୋରୁଗାଈ ସହିତ ଅନେକ ପଶୁ ସେମାନଙ୍କ ସହିତ ଥିଲେ। 39 ଲୋକମାନେ ସେମାନଙ୍କର ଚକଟା ମଇଦାରେ ତାଡ଼ି ମିଶାଇ ପାରି ନ ଥିଲେ। ଏବଂ ସେମାନଙ୍କର ଯାତ୍ରା ପାଇଁ ମଧ୍ୟ ସ୍ୱତନ୍ତ୍ର ରୂପେ ଖାଦ୍ୟ ପ୍ରସ୍ତୁତ କରିବାକୁ ସମୟ ପାଇ ନ ଥିଲେ। ତେଣୁ ସେମାନେ ତାଡ଼ିଶୂନ୍ୟ ରୋଟୀମାନ ପ୍ରସ୍ତୁତ କଲେ।
40 ଇସ୍ରାଏଲୀୟ ଲୋକମାନେ ମିଶରରେ 430 ବର୍ଷ ଧରି ବାସ କରୁଥିଲେ। 41 430 ବର୍ଷପରେ ସେହି ଦିନରେ ସଦାପ୍ରଭୂଙ୍କ ସୈନ୍ୟ ସମୁହ ମିଶରରୁ ବିଦାୟ ନେଲେ। 42 ତାହା ଏକ ବିଶେଷ ରାତ୍ରି ଥିଲା। କାରଣ ସଦାପ୍ରଭୁ ସେମାନଙ୍କ ପାଇଁ ଯାହା କରିଥିଲେ, ତାହା ସେମାନେ ସ୍ମରଣ କଲେ। ଇସ୍ରାଏଲୀୟମାନେ ପୁରୁଷାନୁକ୍ରମେ ସେହି ବିଶେଷ ରାତ୍ରିକୁ ସ୍ମରଣ କରି ପାଳନ କରିବେ।
43 ସଦାପ୍ରଭୁ ମୋଶା ଏବଂ ହାରୋଣଙ୍କୁ କହିଲେ, “ନିସ୍ତାରପର୍ବର ଏହି ବିଧି, କୌଣସି ବିଦେଶୀୟ ଲୋକ ଏହାକୁ ଭୋଜନ କରିବ ନାହିଁ। 44 କିନ୍ତୁ ପ୍ରତ୍ୟେକ ଲୋକର ଦାସ ଯିଏ କିଣା ହୋଇଛି ସେ ଖାଇ ପାରିବ ଯଦି ସେ ସୁନ୍ନତ ହୋଇଥାଏ। 45 ନ ହେଲେ ପ୍ରବାସୀ ବା ବର୍ତ୍ତନଜିବୀ ଦାସ ତାହା ଖାଇ ପାରିବ ନାହିଁ।
46 “ଏକ ଗୃହ ମଧ୍ୟରେ ତାହା ଭୋଜନ କରାଯିବ। ତୁମ୍ଭେ ସେହି ମାଂସର କିଛି ମାତ୍ର ଗୃହ ବାହାରକୁ ନେଇଯିବ ନାହିଁ। କିମ୍ବା ତା’ର ଗୋଟିଏ ହେଲେ ଅସ୍ଥି ଭାଙ୍ଗିବ ନାହିଁ। 47 ଇସ୍ରାଏଲର ସମଗ୍ର ମଣ୍ଡଳୀ ତାହା ପାଳନ କରିବେ। 48 ଯଦି କୌଣସି ବିଦେଶି ତୁମ୍ଭମାନଙ୍କ ସହିତ ବାସ କରୁଥାଏ ଏବଂ ଯଦି ସେ ଗ୍ଭହିଁବ ନିସ୍ତାରପର୍ବରେ ଭାଗନେବା ପାଇଁ ତେବେ ତାକୁ ସୁନ୍ନତ ହେବାକୁ ପଡ଼ିବ। ତା’ପରେ ସେ ଇସ୍ରାଏଲୀୟମାନଙ୍କ ସହିତ ସମାନ ହେବ। ଏହା ପରେ ସେ ତୁମ୍ଭ ସହିତ ଭୋଜନ କରି ପାରିବ। ଯଦି ଜଣେ ସୁନ୍ନତ ହୋଇ ନ ଥିବ ତେବେ ସେ ନିସ୍ତାରପର୍ବ ପାଳନ କରି ପାରିବ ନାହିଁ କି ନିସ୍ତାର ଖାଦ୍ୟ ଖାଇ ପାରିବ ନାହିଁ। 49 ଏହି ନିୟମ ସମସ୍ତଙ୍କ ପାଇଁ ପ୍ରଜୁଜ୍ୟ, ଏହା କେବଳ ଅଣଇସ୍ରାଏଲୀୟ ପାଇଁ ନୁହେଁ, ଏହା ସମସ୍ତଙ୍କ ପାଇଁ ଲାଗୁ ହେବ। ଏହି ନିୟମ ସମସ୍ତଙ୍କ ପାଇଁ ଯେଉଁମାନେ ତୁମ୍ଭ ଦେଶରେ ବାସ କରୁଥିବେ।”
50 ତେଣୁ ସମସ୍ତ ଇସ୍ରାଏଲୀୟମାନେ ସଦାପ୍ରଭୁ ମୋଶାଙ୍କୁ ଦେଇଥିବା ଆଜ୍ଞାକୁ ମାନିଲେ। 51 ତେଣୁ ଠିକ୍ ସେହି ଦିନ, ସଦାପ୍ରଭୁ ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ମିଶରରୁ ଆଗେଇ ନେଲେ। ସୈନ୍ୟ ଶ୍ରେଣୀବଦ୍ଧ ଲୋକମାନେ ମିଶର ପରିତ୍ୟାଗ କଲେ।
13 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, 2 “ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ ହେଉ କି ପଶୁ ହେଉ, ଯେକେହି ପ୍ରଥମେ ଜାତ ହେବ, ସେହି ପ୍ରଥମଜାତ ସମସ୍ତଙ୍କୁ ଆମ୍ଭ ଉଦ୍ଦେଶ୍ୟରେ ପ୍ରଦାନ କର, ତାହା ଆମ୍ଭର।”
3 ମୋଶା ଲୋକମାନଙ୍କୁ କହିଲେ, “ଏହି ଦିବସକୁ ମନେରଖ, ତୁମ୍ଭେମାନେ ମିଶରରେ ଦାସ ଥିଲ, ସଦାପ୍ରଭୁଙ୍କର ମହାନ୍ ଶକ୍ତି ତୁମ୍ଭମାନଙ୍କୁ ଏହି ଦିନ ମୁକ୍ତ କରିଥିଲା। ତେଣୁ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀ ଭକ୍ଷ୍ୟଣ କରିବ। 4 ଆଜି ଆବୀବ୍ ମାସର ଏହି ଦିନରେ ବାହାର ହେଲ। 5 ଆଉ ଯେତେବେଳେ କିଣାନୀୟ, ହିତ୍ତୀୟ, ଇମୋରୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କର ଯେଉଁ ଉନ୍ନତ ଦେଶ ତୁମ୍ଭକୁ ଦେବାକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପାଖରେ ପ୍ରତିଜ୍ଞା କରିଥିଲେ, ସେହି ଦେଶକୁ ସେ ତୁମ୍ଭମାନଙ୍କୁ ଦେବେ।
6 “ସାତ ଦିନ ଯାଏ ତାଡ଼ିଶୂନ୍ୟ ରୋଟୀ ଖାଇବ। ଏବଂ ସପ୍ତମ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଙ୍କର ସମ୍ମାନାର୍ଥେ ଏକ ବଡ଼ ଭୋଜିର ଆୟୋଜନ କରିବ। 7 ତେଣୁ ସାତ ଦିନ ପାଇଁ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀ ଖାଇବ। ଏବଂ ତୁମ୍ଭ ଦେଶରେ କୌଣସିଠାରେ ତାଡ଼ି ମିଶ୍ରିତ ରୋଟୀ ଯେପରି କେହି ନ ଖା’ନ୍ତି। 8 ସେହି ଦିନ ତୁମ୍ଭେ ପିଲାମାନଙ୍କୁ ନିଶ୍ଚୟ କହିବ, ‘ଆମ୍ଭେ ଏହି ଭୋଜିର ଆୟୋଜନ କରିଛୁ ଯେହେତୁ ସଦାପ୍ରଭୁ ଆମ୍ଭକୁ ମିଶରରୁ ଏହି ଦିନ ମୁକ୍ତ କରିଥିଲେ।’
9 “ଏହି ପବିତ୍ର ଦିନଟିକୁ ତୁମ୍ଭେମାନେ ମନେ ରଖିବ। ଏହା ଯେପରି ତୁମ୍ଭମାନଙ୍କ ପାଇଁ, ସଦାପ୍ରଭୁଙ୍କ ବ୍ୟବସ୍ଥା ଯେପରି ତୁମ୍ଭ ମୁଖରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ୱରୂପ ତୁମ୍ଭ ହସ୍ତରେ ଓ ସ୍ମରଣର ଉପାୟ ସ୍ୱରୂପ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ। ଯେହେତୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତଦ୍ୱାରା ମିଶରଠାରୁ ତୁମ୍ଭକୁ ବାହାର କରି ଆଣିଛନ୍ତି। 10 ତେଣୁ ଏହି ସ୍ମରଣୀୟ ଦିବସଟିକୁ ବିଧି ଅନୁସାରେ ପାଳନ କରିବ।
11 “ସଦାପ୍ରଭୁ ତାଙ୍କର ପ୍ରତିଜ୍ଞା ରକ୍ଷା କରିବେ। ସେ ତୁମ୍ଭକୁ ସେହି ଦେଶକୁ ନେଇଯିବେ, ଯେହେତୁ ସେ ପ୍ରତିଜ୍ଞା କରିଛନ୍ତି। ବର୍ତ୍ତମାନ ସେଠାରେ କିଣାନୀୟମାନେ ବାସ କରୁଛନ୍ତି। କିନ୍ତୁ ପରମେଶ୍ୱର ତୁମ୍ଭମାନଙ୍କର ପୂର୍ବପୁରୁଷଙ୍କୁ ପ୍ରତିଜ୍ଞା କରିଥିଲେ ଯେ, ସେ ତୁମ୍ଭମାନଙ୍କୁ ସେହି ଦେଶ ଦେବେ। 12 ତୁମ୍ଭେ ନିଶ୍ଚୟ ତୁମ୍ଭର ପ୍ରଥମଜାତ ପୁତ୍ରକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ। ତୁମ୍ଭେମାନେ ତୁମ୍ଭମାନଙ୍କର ଗୋରୁଗାଈମାନଙ୍କ ପ୍ରଥମଜାତ ପୁଂପଶୁ ସଦାପ୍ରଭୁଙ୍କୁ ଦେବା ଉଚିତ୍। 13 ତୁମ୍ଭେ ମେଷଶାବକ ଦେଇ ପ୍ରତ୍ୟେକ ପ୍ରଥମଜାତ ଗଧକୁ ମୁକ୍ତ କରି ପାରିବ। ଯଦି ତୁମ୍ଭେ ମୁକ୍ତ ନ କର, ତେବେ ତୁମ୍ଭେ ତା’ର ବେକକୁ ଭାଙ୍ଗି ଦେବା ଉଚିତ୍। ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ ହେବ। କିନ୍ତୁ ତୁମ୍ଭକୁ ତୁମ୍ଭର ପ୍ରଥମ ସନ୍ତାନ ପୁତ୍ରମାନଙ୍କୁ ମୁକ୍ତ କରିବାକୁ ହେବ।
14 “ଭବିଷ୍ୟତରେ ତୁମ୍ଭମାନଙ୍କର ସନ୍ତାନମାନେ ପଗ୍ଭରିବେ, ତୁମ୍ଭେ କାହିଁକି ଏପରି କରୁଛ? ଏବଂ ସେମାନେ ପଗ୍ଭରିବେ, ‘ଏସବୁର ଅର୍ଥ କ’ଣ? ଏବଂ ତୁମ୍ଭର ଉତ୍ତର ହେବ, ‘ସଦାପ୍ରଭୁ ତାଙ୍କର ମହାନ ଶକ୍ତି ବଳରେ ମିଶରଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି। ଆମ୍ଭେମାନେ ସେଠାରେ ଦାସ ଥିଲୁ। କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କୁ ସେଠାରୁ ବାହାର କରି ଏଠାକୁ ନେଇ ଆସିଛନ୍ତି। 15 ମିଶରରେ, ଫାରୋ ଥିଲେ ଅତି କଠୋର ମନା। ସେ ଆମ୍ଭକୁ ଯିବାକୁ ଦେଉ ନ ଥିଲେ, ତେଣୁ ସେଠାରେ ସଦାପ୍ରଭୁ ସମସ୍ତ ପ୍ରଥମଜାତ ପୁତ୍ରମାନଙ୍କୁ, ପ୍ରଥମଜାତ ପଶୁମାନଙ୍କୁ ହତ୍ୟା କରିଥିଲେ। ସେହି କାରଣରୁ ଆମ୍ଭେମାନେ ପଶୁମାନଙ୍କର ପ୍ରଥମଜାତ ଅଣ୍ଡିରା ପଶୁ ଉତ୍ସର୍ଗ କରୁ କିନ୍ତୁ ଆମ୍ଭମାନଙ୍କ ପ୍ରଥମଜାତ ପୁତ୍ରମାନଙ୍କୁ ତାଙ୍କ ନିକଟରୁ କିଣି ଫେରାଇ ଆଣୁ।’ 16 ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ଭୂଷଣ ସ୍ୱରୂପେ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ। ଯେହେତୁ ସଦାପ୍ରଭୁ ବାହୁବଳରେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲେ।”
ମିଶରରୁ ବାହାରକୁ ଯାତ୍ରା
17 ଯେତେବେଳେ ଫାରୋ ଲୋକମାନଙ୍କୁ ମିଶର ଛାଡ଼ିବାକୁ ଦେଲେ, ଯଦିଓ ପଲେଷ୍ଟୀୟ ଲୋକମାନଙ୍କର ଦେଶକୁ ଯିବା ପାଇଁ ନିକଟ ବାଟ ଥିଲା, ସଦାପ୍ରଭୁ, ସେ ପଥରେ ନେଲେ ନାହିଁ। ସଦାପ୍ରଭୁ କହିଲେ, “ଯଦି ଲୋକମାନେ ଏ ବାଟରେ ଯାଆନ୍ତି। ସେମାନଙ୍କୁ ହୁଏତ ଯୁଦ୍ଧ କରିବାକୁ ପଡ଼ିପାରେ। ତେବେ ହୁଏତ ସେମାନେ ତାଙ୍କର ମତି ପରିବର୍ତ୍ତନ କରି ପାରନ୍ତି ଓ ମିଶରକୁ ଫେରିଯାଇ ପାରନ୍ତି।” 18 ତେଣୁ ସଦାପ୍ରଭୁ ସେମାନଙ୍କୁ ଅନ୍ୟ ଏକ ପଥରେ ଆଗେଇ ନେଲେ। ସେ ସେମାନଙ୍କୁ ସୂଫସାଗର ପ୍ରାନ୍ତର ମଧ୍ୟଦେଇ ଆଣିଲେ। ସେମାନେ ମିଶର ଛାଡ଼ିବା ସମୟରେ ଇସ୍ରାଏଲୀୟମାନେ ଯୁଦ୍ଧ ପାଇଁ ପୋଷାକ ପରିଧାନ କରିଥିଲେ।
ଯୋଷେଫ ଗୃହକୁ ଗଲେ
19 ମୋଶା ଯୋଷେଫଙ୍କର ଅସ୍ଥି ସାଙ୍ଗରେ ନେଇ ଆସିଲେ। ଯୋଷେଫଙ୍କ ମୃତ୍ୟୁ ପୂର୍ବରୁ ସେ ତାଙ୍କର ପୁତ୍ରମାନଙ୍କୁ ପ୍ରତିଜ୍ଞା କରାଇଥିଲେ, ଏପରି କରିବା ପାଇଁ। ଯୋଷେଫ କହିଥିଲେ, “ଯେତେବେଳେ ପରମେଶ୍ୱର ତୁମ୍ଭମାନଙ୍କୁ ରକ୍ଷା କରିବେ। ମନେରଖ ତୁମ୍ଭେମାନେ ମୋର ଅସ୍ଥି ତୁମ୍ଭମାନଙ୍କ ସହିତ ମିଶରରୁ ନେଇଯିବ।”
ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଆଗେଇ ନେଲେ
20 ଇସ୍ରାଏଲର ଲୋକମାନେ ସୁକ୍କୋତଠାରୁ ଛାଡ଼ି ଏଥମରେ ଛାଉଣି ସ୍ଥାପନ କଲେ। ଏଥମ ମରୁଭୂମି ନିକଟବର୍ତ୍ତୀ ଥିଲା। 21 ସଦାପ୍ରଭୁ ସେମାନଙ୍କୁ ଆଗକୁ ପଥ କଢ଼ାଇ ନେଲେ, ଦିନବେଳେ ସଦାପ୍ରଭୁ ସେମାନଙ୍କୁ ମେଘସ୍ତମ୍ଭ ଦ୍ୱାରା ରାସ୍ତା ଦେଖାଇଲେ ଏବଂ ରାତିରେ ସେ ସେମାନଙ୍କୁ ଅଗ୍ନିସ୍ତମ୍ଭ ସାହାଯ୍ୟରେ ଆଗେଇ ନେଲେ। 22 ଦିନ ସମୟରେ ସେମାନଙ୍କୁ ଘନ ବାଦଲ ଓ ରାତ୍ର ସମୟରେ ଆଲୋକ ସ୍ତମ୍ଭ ସେମାନଙ୍କ ସହିତ ସର୍ବଦା ରଖିଲେ।
ଯୀଶୁଙ୍କୁ ଯିହୂଦୀ ନେତାଙ୍କ ପରୀକ୍ଷା(A)
16 ଫାରୂଶୀ ଓ ସାଦ୍ଦୂକୀମାନେ ଯୀଶୁଙ୍କ ନିକଟକୁ ଆସିଲେ। ସେମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହୁଁଥିଲେ। ତେଣୁ ସେମାନେ ଯୀଶୁଙ୍କୁ କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଇବାକୁ କହିଲେ, କାରଣ ଯୀଶୁ ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଇବା ଫଳରେ ପ୍ରମାଣିତ ହୋଇ ପାରିବ ଯେ ସେ ପରମେଶ୍ୱରଙ୍କ ପାଖରୁ ଆସିଛନ୍ତି।
2 ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ସୂର୍ଯ୍ୟୋଦୟ ସମୟରେ ଆକାଶକୁ ଲାଲରଙ୍ଗ ହୋଇଥିବାର ଦେଖିଲେ କୁହ ଯେ, ପାଗ ଭଲ ରହିବ। 3 ତୁମ୍ଭେମାନେ ସୂର୍ଯ୍ୟାସ୍ତ ସମୟରେ ଆକାଶକୁ ଲାଲ ରଙ୍ଗର ଓ ମେଘୁଆ ଥିବାର ଦେଖିଲେ କୁହ ଯେ ଆଜି ଝଡ଼ ହେବ। ଏଗୁଡ଼ିକ ପାଗର ଲକ୍ଷଣ। ତୁମ୍ଭେ ଏହି ଲକ୍ଷଣଗୁଡ଼ିକ ଆକାଶରେ ଦେଖ ଓ ସେଗୁଡ଼ିକର ଅର୍ଥ ବୁଝ। ସେହିଭଳି ତୁମ୍ଭେ ବର୍ତ୍ତମାନ ଘଟୁଥିବା ଘଟଣାଗୁଡ଼ିକୁ ଦେଖୁଛ। ଏଗୁଡ଼ିକ ମଧ୍ୟ ଏପ୍ରକାର ଲକ୍ଷଣ, କିନ୍ତୁ ଏଗୁଡ଼ିକର ଅର୍ଥ ବୁଝିବାକୁ ତୁମ୍ଭେ ସମର୍ଥ ହୋଇ ପାରୁନ। 4 ମନ୍ଦ ଓ ପାପୀ ଲୋକ ହିଁ ପ୍ରମାଣ ଚିହ୍ନ ସ୍ୱରୂପ ଆଶ୍ଚର୍ଯ୍ୟକାର୍ଯ୍ୟ ଦେଖିବାକୁ ଗ୍ଭହାନ୍ତି। ଏଭଳି ଲୋକଙ୍କୁ ଯୂନସଙ୍କ ଚିହ୍ନ [a] ବ୍ୟତୀତ ଅନ୍ୟ କୌଣସି ଚିହ୍ନ ଦିଆ ଯିବ ନାହିଁ।” ତା’ପରେ ଯୀଶୁ ସେମାନଙ୍କୁ ସେଠାରେ ଛାଡ଼ି ଗ୍ଭଲିଗଲେ।
ଯୀଶୁଙ୍କ ଅନୁସରଣକାରୀମାନେ ତାଙ୍କୁ ଭୁଲ୍ ବୁଝିଲେ(B)
5 ଯୀଶୁଙ୍କ ଶିଷ୍ୟମାନେ ହ୍ରଦର ଅପର ପାର୍ଶ୍ୱକୁ ଗଲେ। କିନ୍ତୁ ସେମାନେ ସାଙ୍ଗରେ ରୋଟୀ ନେବାକୁ ଭୁଲିଗଲେ। 6 ଯୀଶୁ ସେମାନଙ୍କୁ କହିଲେ, “ସାବଧାନ ରୁହ! ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରରୁ ତୁମ୍ଭମାନଙ୍କୁ ରକ୍ଷା କର।”
7 ଶିଷ୍ୟମାନେ ନିଜ ନିଜ ଭିତରେ ଏହାର ଅର୍ଥ ବିଷୟରେ ଆଲୋଚନା କଲେ। ସେମାନେ କହିଲେ, “ବୋଧହୁଏ ଆମ୍ଭେ ରୋଟୀ ନ ଆଣିଥିବାରୁ ସେ ଏପରି କହିଲେ।”
8 ସେମାନେ ଯାହା କୁହା କୁହି ହେଉଥିଲେ ଯୀଶୁ ତାହା ଜାଣି ପାରିଲେ। ସେ କହିଲେ, “ତୁମ୍ଭେ ରୋଟୀ ନ ଥିବା କଥା କାହିଁକି ତୁମ୍ଭଭିତରେ କୁହାକୁହି ହେଉଛ? ତୁମ୍ଭର ବିଶ୍ୱାସ ଅଳ୍ପ। 9 ଏବେ ସୁଦ୍ଧା ତୁମ୍ଭେ କ’ଣ ବୁଝି ପାରୁନ? ପାଞ୍ଚୋଟି ରୋଟୀକୁ ପାଞ୍ଚ ହଜାର ଲୋକ ଖାଇଥିବା କଥା ମନେ ପକାଅ। ଲୋକେ ଖାଇ ସାରିବା ପରେ ବଳକା ଅଂଶତକ ତୁମ୍ଭେ ଅନେକ ଟୋକେଇରେ ଭର୍ତ୍ତି କରିଥିଲ। 10 ସାତୋଟି ରୋଟୀକୁ ଗ୍ଭରିହଜାର ଲୋକ ଖାଇଥିବା କଥା ମନେ ପକାଅ। ଲୋକେ ଖାଇସାରିବା ପରେ ବଳକା ଅଂଶତକ ଅନେକ ଟୋକେଇରେ ଭର୍ତ୍ତି କରିଥିବା ବିଷୟରେ କହୁ ନ ଥିଲି? 11 ତୁମ୍ଭେ ତାହା କାହିଁକି ବୁଝି ପାରୁନ? ମୁଁ ତୁମ୍ଭକୁ ସାବଧାନ ରହିବାକୁ ଏବଂ ଫାରୂଶୀ ଓ ସାଦ୍ଦୂକୀମାନଙ୍କର କୁପ୍ରଭାବରୁ ଦୂରରେ ରହିବାକୁ କହୁଛି।”
12 ତା’ପରେ ସେମାନେ ଯୀଶୁଙ୍କ କଥାର ଅର୍ଥ ବୁଝିଗଲେ। ରୋଟୀରେ ବ୍ୟବହାର କରାଯାଉଥିବା ଖମୀରର କୁପ୍ରଭାବରୁ ସାବଧାନ ରହିବା ବିଷୟରେ ଯୀଶୁ କହୁ ନ ଥିଲେ। ମାତ୍ର ଫାରୂଶୀ ଓ ସାଦ୍ଦୂକୀମାନଙ୍କର ଉପଦେଶଠାରୁ ସାବଧାନ ରହିବାକୁ ସେ ସେମାନଙ୍କୁ କହୁଥିଲେ।
ପିତର କହନ୍ତି ଯୀଶୁ ହେଉଛନ୍ତି ଖ୍ରୀଷ୍ଟ(C)
13 ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସିବା ପରେ ଶିଷ୍ୟମାନଙ୍କୁ କହିଲେ, “ମୁଁ ହେଉଛି ମନୁଷ୍ୟପୁତ୍ର [b] ମୁଁ କିଏ ବୋଲି ଲୋକେ ମୋ’ ବିଷୟରେ କ’ଣ କହୁଛନ୍ତି?”
14 ଶିଷ୍ୟମାନେ ଉତ୍ତର ଦେଲେ, “କେତେକ ଆପଣଙ୍କୁ ବାପ୍ତିଜକ ଯୋହନ ବୋଲି କହୁଛନ୍ତି ତ କେତେକ ଏଲିୟ [c] ବୋଲି କହୁଛନ୍ତି। ଅନ୍ୟମାନେ ଆପଣଙ୍କୁ ଯିରିମିୟ [d] ବା ଭବିଷ୍ୟଦ୍ବକ୍ତା [e]ମାନଙ୍କ ମଧ୍ୟରୁ ଜଣେ ବୋଲି କହୁଛନ୍ତି।”
15 ଯୀଶୁ କହିଲେ, “ମୁଁ କିଏ ବୋଲି ତୁମ୍ଭେ କ’ଣ କହୁଛ?”
16 ଶିମୋନ ପିତର ଉତ୍ତର ଦେଲେ, “ଆପଣ ହେଉଛନ୍ତି ଖ୍ରୀଷ୍ଟ, ଜୀବନ୍ତ ପରମେଶ୍ୱରଙ୍କ ପୁତ୍ର।”
17 ଉତ୍ତରରେ ଯୀଶୁ କହିଲେ, “ହେ ଶିମୋନ! ଯୂନସଙ୍କ ପୁତ୍ର! ତୁମ୍ଭେ ଧନ୍ୟ! ଏ କଥା ତୁମ୍ଭକୁ କୌଣସି ମଣିଷ ଶିଖାଇ ନାହିଁ। ମୋ’ ସ୍ୱର୍ଗୀୟ ପିତା ତୁମ୍ଭକୁ ଏ କଥା ଶିଖାଇଛନ୍ତି। 18 ମୁଁ ମଧ୍ୟ ତୁମ୍ଭକୁ କହି ରଖୁଛି ଯେ ତୁମ୍ଭେ ହେଉଛ ପିତର [f] ଏବଂ ମୁଁ ଏହି ପଥର ଉପରେ ମୋର ମଣ୍ଡଳୀ ତୋଳିବି। ମୃତ୍ୟୁଶକ୍ତି [g] ମୋର ମଣ୍ଡଳୀକୁ ପରାଜିତ କରିବାକୁ ସମର୍ଥ ହୋଇପାରିବ ନାହିଁ। 19 ସ୍ୱର୍ଗରାଜ୍ୟର ଗ୍ଭବିଗୁଡ଼ିକ ମୁଁ ତୁମ୍ଭକୁ ଦେବି। ତେଣୁ ଏ ପୃଥିବୀରେ ଯେତେବେଳେ ତୁମ୍ଭେ ନ୍ୟାୟବିଗ୍ଭର କରିବ, ସେହି ନ୍ୟାୟବିଗ୍ଭର ପରମେଶ୍ୱରଙ୍କର ନ୍ୟାୟବିଗ୍ଭର ହେବ। ଏ ପୃଥିବୀରେ ଯେତେବେଳେ ତୁମ୍ଭେ କ୍ଷମା ଦେବ, ସେହି କ୍ଷମା ପରମେଶ୍ୱରଙ୍କର କ୍ଷମା ହେବ।”
20 ତା’ପରେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, “ସେ ଯେ ଖ୍ରୀଷ୍ଟ ଅଟନ୍ତି କାହାକୁ ନ କହିବା ପାଇଁ।”
ନିଜ ମୃତ୍ୟୁ ବିଷୟରେ ଯୀଶୁଙ୍କ ଭବିଷ୍ୟଦ୍ବାଣୀ(D)
21 ସେ ସମୟରୁ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ ଯେ ସେ ନିଶ୍ଚିତ ଭାବରେ ଯିରୁଶାଲମକୁ ଯିବେ। ସେଠାରେ ଯିହୂଦୀ ନେତା, ପ୍ରମୁଖ ଯାଜକ ଓ ଧର୍ମଶାସ୍ତ୍ରୀମାନଙ୍କ ଦ୍ୱାରା ସେ ଅନେକ ଯାତନା ପାଇବେ ଓ ବଧକରି ଦିଆଯିବେ। ସେ ମୃତ୍ୟୁରୁ ତୃତୀୟ ଦିନ ପୁନର୍ଜୀବିତ ହେବେ।
22 ତା’ପରେ ପିତର ଯୀଶୁଙ୍କୁ ଗୋଟିଏ ପାଖକୁ ଏକୁଟିଆ ଡାକି ନେଲେ ଓ ତାହାଙ୍କୁ ସମାଲୋଚନା କରି କହିଲେ, “ହେ ପ୍ରଭୁ! ପରମେଶ୍ୱର ଆପଣଙ୍କ ଉପରେ ଦୟା କରନ୍ତୁ। ଆପଣଙ୍କ ପାଇଁ ଏସବୁ ଘଟଣା ନ ଘଟୁ।”
23 ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, “ଶୟତାନ! ମୋ’ ପାଖରୁ ଗ୍ଭଲିଯାଅ। ତୁମ୍ଭେ ମୋ’ ପାଇଁ ଗୋଟିଏ ବିଘ୍ନ। ତୁମ୍ଭେ ପରମେଶ୍ୱରଙ୍କ ନିୟମକୁ ଖାତିରି କରୁ ନାହଁ। ଲୋକମାନେ ଯାହାକୁ ମହତ୍ତ୍ୱପୂର୍ଣ୍ଣ ବୋଲି ଭାବନ୍ତି, ତୁମ୍ଭେମାନେ ମଧ୍ୟ ସେହିଭଳି ଭାବୁଛ।”
24 ତା’ପରେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ କହିଲେ, “ଯଦି କେହି ଲୋକ ମୋର ଅନୁସରଣ କରିବାକୁ ଇଚ୍ଛା କରୁଛି, ତେବେ ସେ ନିଜ ବିଷୟରେ ଭୁଲିଯାଉ। ସେ ଲୋକକୁ ଦିଆଯାଇଥିବା ଯାତନାର କ୍ରୁଶ ବହନ କରୁ, ତା’ପରେ ସେ ମୋର ଅନୁସରଣ କରିବା ଉଚିତ୍। 25 ଯେଉଁ ଲୋକ ତା’ ନିଜ ଜୀବନ ରକ୍ଷା କରିବାକୁ ଗ୍ଭହୁଁଥିବ, ସେ ଏହାକୁ ହରେଇ ବସିବ। ମୋ’ ପାଇଁ ଜୀବନ ଦେଉଥିବା ପ୍ରତ୍ୟେକ ଲୋକ ଏହାକୁ ରକ୍ଷା କରିବ। 26 ଯଦି ଜଣେ ଲୋକ ନିଜ ଆତ୍ମାକୁ ହରେଇ ସାରା ସଂସାର ପାଏ, ତେବେ ସେଥିରେ ତାହାର କି ଲାଭ ହେବ? ନିଜର ଆତ୍ମାକୁ ଥରେ ହରେଇ ପୁଣି ଥରେ କିଣିବା ପାଇଁ କେହି କେବେ ହେଲେ ଯଥେଷ୍ଟ ଧନ ଦେଇ ପାରିବ ନାହିଁ। 27 ମନୁଷ୍ୟପୁତ୍ର ନିଜର ପିତାଙ୍କ ମହିମା ସହିତ ତାହାଙ୍କର ସ୍ୱର୍ଗଦୂତମାନଙ୍କ ସଙ୍ଗେ ଆସିବେ। ସେ ସମୟରେ ମନୁଷ୍ୟପୁତ୍ର ପ୍ରତ୍ୟେକ ଲୋକକୁ ତା’ର କର୍ମ ଅନୁସାରେ ଫଳ ଦେବେ। 28 ମୁଁ ତୁମ୍ଭକୁ ସତ୍ୟ କହୁଛି, ଏଠାରେ କେତେକ ଲୋକ ଠିଆ ହୋଇଛନ୍ତି, ଯେଉଁମାନେ ସେମାନଙ୍କ ମୃତ୍ୟୁ ପୂର୍ବରୁ ମନୁଷ୍ୟପୁତ୍ରଙ୍କୁ ତାହାଙ୍କ ରାଜ୍ୟ ସହିତ ଆସୁଥିବାର ଦେଖିବେ।”
2010 by World Bible Translation Center