Old/New Testament
14 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, 2 “ଇସ୍ରାଏଲର ଲୋକମାନଙ୍କୁ କୁହ, ସେମାନେ ପୀହହୀରୋତକୁ ଫେରି ଯାଆନ୍ତୁ ଏବଂ ସାମନାରେ ଛାଉଣି ପକାନ୍ତୁ। ସେମାନଙ୍କୁ କୁହ, ସେମାନେ ମିଗ୍ଦୋଲ ଓ ସମୁଦ୍ର ମଧ୍ୟରେ ଏବଂ ବାଲ୍ସଫୋନ୍ ଆଗରେ ଛାଉଣି ସ୍ଥାପନ କରନ୍ତୁ। 3 ତହିଁରେ ଫାରୋ ଭାବିବେ ଯେ, ଇସ୍ରାଏଲର ଲୋକମାନେ ମରୁଭୂମି ମଧ୍ୟରେ ବାଟବଣା ହୋଇଅଛନ୍ତି। 4 ମୁଁ ଫାରୋଙ୍କୁ ପୁଣି କଠୋର କରିବି ଯେପରି ସେ ତୁମ୍ଭମାନଙ୍କୁ ଗୋଡ଼ାଇବେ। କିନ୍ତୁ ମୁଁ ଫାରୋ ଏବଂ ତାଙ୍କର ସୈନ୍ୟମାନଙ୍କୁ ପରାସ୍ତ କରିବି। ଏହା ମୋର ସମ୍ମାନ ବଢ଼ାଇବ। ତାହାହେଲେ ମିଶର ଲୋକମାନେ ଜାଣିବେ ଯେ ମୁଁ ହେଉଛି ସଦାପ୍ରଭୁ।” ସେମାନେ ତାଙ୍କ ଆଜ୍ଞା ଅନୁସାରେ କାର୍ଯ୍ୟ କଲେ।
ଫାରୋ ଇସ୍ରାଏଲୀୟମାନଙ୍କ ପଛରେ ଗୋଡ଼ାଇଲେ
5 ମିଶରର ରାଜା ଖବର ପାଇଲେ ଯେ ଇସ୍ରାଏଲୀୟ ଲୋକମାନେ ପଳାଇଛନ୍ତି। ସେ ଯେତେବେଳେ ଏହା ଶୁଣିଲେ, ସେ ଏବଂ ତାଙ୍କର ଅଧିକାରୀ ତାଙ୍କର ମତି ପରିବର୍ତ୍ତନ କଲେ। ସେମାନେ କହିଲେ, “କାହିଁକି ଆମ୍ଭେମାନେ ଇସ୍ରାଏଲର ଲୋକମାନଙ୍କୁ ଯିବାକୁ ଦେଲୁ? ଆମ୍ଭେ ଆମ୍ଭର ଦାସମାନଙ୍କୁ ହରାଇଅଛୁ।”
6 ତେଣୁ ଫାରୋ ତାଙ୍କର ରଥ ଓ ଲୋକମାନଙ୍କୁ ସାଙ୍ଗରେ ନେଲେ। 7 ଫାରୋ ମିଶରର ଅନ୍ୟାନ୍ୟ ସୈନ୍ୟ ଓ ରଥ ସହିତ 600 ଜଣ ନିପୁଣ ସୈନ୍ୟ ଏବଂ ସେମାନଙ୍କର ରଥଗୁଡ଼ିକ ନେଲେ ଏବଂ ପ୍ରତ୍ୟେକ ରଥରେ ଜଣେ ଅଧିକାରୀ ରହିଲେ। 8 ଇସ୍ରାଏଲୀୟ ଲୋକମାନେ ବିଜୟୀ ଭାବରେ ବାସ କରୁଥିଲେ। କିନ୍ତୁ ସଦାପ୍ରଭୁ ଫାରୋଙ୍କୁ କଠୋର କଲେ, ସେ ଇସ୍ରାଏଲୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ।
9 ମିଶରୀୟମାନେ ଇସ୍ରାଏଲୀୟମାନଙ୍କ ପଛରେ ଗୋଡ଼ାଇଲେ। ଫାରୋଙ୍କର ସମସ୍ତ ଅଶ୍ୱ, ରଥ, ତାଙ୍କର ରଥାରୋହୀ ଏବଂ ତାଙ୍କର ସୈନ୍ୟ ସେମାନଙ୍କୁ ଗୋଡ଼ାଇଲେ ଏବଂ ସମୁଦ୍ର ପାଖରେ ବାଲ-ସଫୋନ ଆଡ଼କୁ ମୁଖ କରିଥିବା ପୀହହୀରୋତ ଛାଉଣି ନିକଟରେ ଭେଟିଲେ।
10 ଇସ୍ରାଏଲୀୟମାନେ ଦେଖିଲେ, ଫାରୋ ଏବଂ ତାଙ୍କର ସୈନ୍ୟମାନେ ସେମାନଙ୍କ ଆଡ଼କୁ ଆସୁଛନ୍ତି। ସେମାନେ ତାଙ୍କୁ ଦେଖି ଅତ୍ୟନ୍ତ ଭୟଭୀତ ହୋଇଗଲେ। ସେମାନେ ସଦାପ୍ରଭୁଙ୍କୁ ଡାକିଲେ। 11 ସେମାନେ ମୋଶାଙ୍କୁ କହିଲେ, “କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲ? ଆମ୍ଭକୁ ଏହି ମରୁଭୂମିକୁ କ’ଣ ମରିବାକୁ ଆଣିଲ? ଆମ୍ଭେମାନେ ମିଶରରେ ଶାନ୍ତିରେ ମରି ପାରିଥା’ନ୍ତୁ। ଯେହେତୁ ମିଶରରେ ବହୁ ପରିମାଣର କବର ଅଛି। 12 ଆମ୍ଭେମାନେ କ’ଣ ମିଶରରେ କହି ନ ଥିଲୁ ଏହିପରି ଘଟିବ ବୋଲି? ମିଶରରେ ଆମ୍ଭେମାନେ ତୁମ୍ଭକୁ କହିଲୁ, ‘ଆମ୍ଭକୁ ବିବ୍ରତ କର ନାହିଁ। ଆମ୍ଭକୁ ଏହିଠାରେ ରହି ମିଶରୀୟମାନଙ୍କର ଦାସ ହେବାକୁ ଦିଅ।’ ମରୁଭୂମିରେ ମୃତ୍ୟୁବରଣ କରିବା ଅପେକ୍ଷା ମିଶରବାସୀଙ୍କର ଦାସକର୍ମ କରିବା ଭଲ ହେବ।”
13 କିନ୍ତୁ ମୋଶା ସେମାନଙ୍କୁ କହିଲେ, “ଭୟ କର ନାହିଁ। ଦୌଡ଼ି ପଳାଇବାର ଆବଶ୍ୟକ ନାହିଁ। ଏହିଠାରେ ଧିରସ୍ଥିର ହୋଇ ଛିଡ଼ା ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜି ରକ୍ଷା କରିବେ। ତୁମ୍ଭେମାନେ ମିଶରବାସୀମାନଙ୍କୁ ଆଉ ପୁନରାୟ ଦେଖିବ ନାହିଁ। 14 ଏବଂ ତୁମ୍ଭମାନଙ୍କୁ କିଛି କରିବାକୁ ପଡ଼ିବ ନାହିଁ। ତୁମ୍ଭେମାନେ ଏଠାରେ ଶାନ୍ତିରେ ଛିଡ଼ା ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ଯୁଦ୍ଧ କରିବେ।”
15 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ମୋ’ ପାଖରେ କ୍ରନ୍ଦନ କରୁଛ? ଇସ୍ରାଏଲୀୟମାନଙ୍କୁ କୁହ ସେମାନେ ଆଗକୁ ମାଡ଼ି ଗ୍ଭଲନ୍ତୁ। 16 ତୁମ୍ଭର ଆଶାବାଡ଼ିକୁ ସୂଫସାଗର ଉପରେ ବୁଲାଅ, ତାହା ବିଭକ୍ତ ହେବ, ଯାହା ଫଳରେ ଇସ୍ରାଏଲର ଲୋକମାନେ ସମୁଦ୍ର ମଧ୍ୟରେ ଶୁଖିଲା ପଥରେ ଯାଇ ପାରିବେ। 17 ମୁଁ ମିଶରୀୟମାନଙ୍କୁ କଠିନ କରିବି, ଯେଉଁଥିରେ ସେମାନେ ତୁମ୍ଭମାନଙ୍କ ପଛରେ ଗୋଡ଼ାଇବେ। ମୁଁ ତୁମ୍ଭକୁ ଦେଖାଇବି, କିପରି ମୁଁ ଫାରୋ, ତାଙ୍କର ଅଶ୍ୱାରୋହୀ ସୈନ୍ୟ, ରଥାରୋହୀ ସୈନ୍ୟମାନଙ୍କଠାରୁ ଶକ୍ତିଶାଳୀ। 18 ଏହା ପରେ ମିଶରବାସୀ ଜାଣିବେ ଯେ, ମୁଁ ହେଉଛି ସଦାପ୍ରଭୁ ପରମେଶ୍ୱର। ସେମାନେ ମୋତେ ସମ୍ମାନ କରିବେ ଯେତେବେଳେ ମୁଁ ଫାରୋ ଏବଂ ତା’ର ରଥାରୋହୀମାନଙ୍କୁ ଏବଂ ଅଶ୍ୱାରୋହୀ ସୈନ୍ୟମାନଙ୍କୁ ପରାସ୍ତ କରିବି।”
ସଦାପ୍ରଭୁ ମିଶରର ସୈନ୍ୟମାନଙ୍କୁ ପରାସ୍ତ କଲେ
19 ଏହା ପରେ ସଦାପ୍ରଭୁଙ୍କର ଦୂତ ଯିଏକି ଇସ୍ରାଏଲୀୟ ସୈନ୍ୟମାନଙ୍କ ଆଗରେ ଥିଲେ, ସେମାନଙ୍କ ପଛକୁ ଗଲେ। ତେଣୁ ଘନମେଘ ସେହି ଲୋକମାନଙ୍କ ସମ୍ମୁଖରେ ଗତିକରି ପଛ ପଟକୁ ଗଲା। 20 ଏହି ପ୍ରକାରେ ଘନମେଘ ଇସ୍ରାଏଲୀୟ ସୈନ୍ୟ ଓ ମିଶରୀୟ ସୈନ୍ୟମାନଙ୍କ ମଧ୍ୟରେ ରହିଲା। ଇସ୍ରାଏଲୀୟ ଲୋକମାନଙ୍କ ସମ୍ମୁଖରେ ଆଲୋକବର୍ତ୍ତିକା ଓ ମିଶର ଲୋକମାନଙ୍କ ସମ୍ମୁଖରେ ଅନ୍ଧକାରଚ୍ଛନ୍ନ ହୋଇ ରହିଲା। ଯେଉଁଥିପାଇଁ ସେହି ରାତ୍ରରେ ମିଶରବାସୀ ଇସ୍ରାଏଲୀୟମାନଙ୍କ ପାଖକୁ ଆସି ପାରିଲେ ନାହିଁ।
21 ମୋଶା ତାଙ୍କର ଆଶାବାଡ଼ି ସୂଫସମୁଦ୍ର ଉପରେ ବୁଲାଇବାରୁ ସଦାପ୍ରଭୁ ପୂର୍ବଦିଗରୁ ରାତିସାରା ପ୍ରଚଣ୍ଡ ବେଗରେ ପବନ ସମୁଦ୍ର ଉପରେ ବୁହାଇଲେ। ପାଣି ଦୁଇ ଭାଗ ହୋଇଗଲା ଏବଂ ସମୁଦ୍ର ମଧ୍ୟ ଶୁଷ୍କ ଭୂମିରେ ପରିଣତ ହୋଇଗଲା। 22 ଇସ୍ରାଏଲୀୟମାନେ ଶୁଷ୍କ ଭୂମିରେ ସମୁଦ୍ର ମଧ୍ୟଦେଇ ଗଲେ। ସମୁଦ୍ରର ଜଳଭାଗ ଦୁଇଟି କାନ୍ଥ ପରି ସେମାନଙ୍କର ବାମପଟେ ଓ ଦକ୍ଷିଣ ପଟେ ରହିଲା। 23 ମିଶରୀୟମାନେ ସେମାନଙ୍କ ପଛରେ ଗୋଡ଼ାଇଲେ। ଏହା ପରେ ଫାରୋଙ୍କର ସମସ୍ତ ଅଶ୍ୱ ଓ ରଥ ସେମାନଙ୍କୁ ସମୁଦ୍ର ପର୍ଯ୍ୟନ୍ତ ଅନୁସରଣ କଲେ। 24 ପ୍ରଭାତରେ ସଦାପ୍ରଭୁ ମେଘସ୍ତମ୍ଭ ଓ ଆଲୋକ ସ୍ତମ୍ଭ ଦେଇ ମିସ୍ରୀୟ ସୈନ୍ୟମାନଙ୍କୁ ଦେଖିଲେ ଏବଂ ସଦାପ୍ରଭୁ ମିଶରୀୟ ସୈନ୍ୟମାନଙ୍କୁ ଦ୍ୱନ୍ଦରେ ପକାଇଲେ। 25 ରଥର ଚକଗୁଡ଼ିକ ରଥରୁ ବାହାରିଯିବାରୁ, ସେମାନଙ୍କୁ ରଥଗୁଡ଼ିକ ଆଗେଇ ନେବାକୁ ବହୁତ କଷ୍ଟ ହେଲା। ମିଶରୀୟ ଲୋକମାନେ ଚିତ୍କାର କଲେ, “ଗ୍ଭଲ ଏଠାରୁ ପଳାଇ ଯିବା! ସଦାପ୍ରଭୁ ଇସ୍ରାଏଲୀୟ ଲୋକମାନଙ୍କ ପାଇଁ ଆମ୍ଭ ବିରୁଦ୍ଧରେ ଯୁଦ୍ଧ କରୁଛନ୍ତି।”
26 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସମୁଦ୍ର ଉପରେ ତୁମ୍ଭର ହସ୍ତ ବିସ୍ତାର କର। ଏଥିରେ ସମୁଦ୍ର ଜଳ ମାଡ଼ିଯାଇ ମିଶରର ରଥାରୋହୀ ଓ ଅଶ୍ୱାରୋହୀମାନଙ୍କୁ ବୁଡ଼ାଇ ଦେବ।”
27 ତେଣୁ ମୋଶା ତାଙ୍କର ହସ୍ତ ସମୁଦ୍ର ଉପରେ ବିସ୍ତାର କଲେ। ଏହା ପରେ ଠିକ୍ ସୂର୍ଯ୍ୟୋଦୟ ପୂର୍ବରୁ ସମୁଦ୍ର ପୂର୍ବପରି ସମାନ ହୋଇଗଲା। ମିଶରୀୟମାନେ ଦୌଡ଼ି ପଳାଇବାକୁ ଚେଷ୍ଟା କରନ୍ତେ ସଦାପ୍ରଭୁ ସେମାନଙ୍କୁ ସମୁଦ୍ରରେ ନିକ୍ଷେପ କଲେ। 28 ସମୁଦ୍ର ତା’ର ପୂର୍ବ ଅବସ୍ଥାକୁ ଆସିବାରୁ ସମସ୍ତ ରଥଗୁଡ଼ିକ, ଅଶ୍ୱାରୋହୀମାନଙ୍କୁ ଆଚ୍ଛାଦିତ କଲା। ଇସ୍ରାଏଲୀୟମାନଙ୍କ ପଛରେ ଗୋଡ଼ାଉଥିବା ଫାରୋଙ୍କର ସମଗ୍ର ସୈନ୍ୟବାହିନୀ ସମୁଦ୍ରରେ ବୁଡ଼ିଗଲେ। କେହି ଜଣେ ହେଲେବି ସୈନ୍ୟ ବଞ୍ଚିଲେ ନାହିଁ।
29 ମାତ୍ର ଇସ୍ରାଏଲର ଲୋକମାନେ ଶୁଷ୍କ ଭୂମିରେ ଗମନ କଲେ। ସମୁଦ୍ରର ଜଳ ସେମାନଙ୍କର ବାମ ଓ ଡାହାଣ ପାର୍ଶ୍ୱରେ କାନ୍ଥପରି ଛିଡ଼ା ହୋଇ ରହିଲା। 30 ତେଣୁ ସେହି ଦିନ, ସଦାପ୍ରଭୁ ଇସ୍ରାଏଲୀୟମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କଲେ। ଏବଂ ସେଥିପାଇଁ ଇସ୍ରାଏଲର ଲୋକମାନେ ମିଶରୀୟମାନଙ୍କର ମୃତ ଦେହକୁ ସୂଫସାଗର କୂଳରେ ଥିବାର ଦେଖିଲେ। 31 ସେହି ଦିନ ଇସ୍ରାଏଲୀୟମାନେ ଦେଖିଛନ୍ତି ସଦାପ୍ରଭୁଙ୍କର ସେହି ମହାନ୍ ଶକ୍ତି ଯେତେବେଳେ ସେ ମିଶରୀୟମାନଙ୍କୁ ପରାସ୍ତ କଲେ। ତେଣୁ ଲୋକମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ସମ୍ମାନ ଦେଲେ। ସେମାନେ ସଦାପ୍ରଭୁ ଓ ତାଙ୍କର ଦାସ ମୋଶାଙ୍କଠାରେ ବିଶ୍ୱାସ ରଖିଲେ।
ମୋଶାଙ୍କ ସଙ୍ଗୀତ
15 ଏହା ପରେ ମୋଶା ଓ ଇସ୍ରାଏଲୀୟ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ସଙ୍ଗୀତ ଗାନ କଲେ,
“ଆମ୍ଭେ ସଦାପ୍ରଭୁଙ୍କ ପ୍ରଶଂସା ଗାନ କରିବା।
ସେ ମହାନ କାର୍ଯ୍ୟ କରିଛନ୍ତି।
ସେ ଅଶ୍ୱ ଏବଂ ଅଶ୍ୱାରୋହୀଙ୍କୁ
ସମୁଦ୍ରରେ ନିକ୍ଷେପ କଲେ।
2 ସଦାପ୍ରଭୁ ହେଉଛନ୍ତି ମୋର ଶକ୍ତି।
ସେ ମୋତେ ରକ୍ଷା କରନ୍ତି।
ଏବଂ ମୁଁ ତାଙ୍କର ପ୍ରଶଂସା କରି ଗାନ କରିବି।
ସଦାପ୍ରଭୁ ହେଉଛନ୍ତି ମୋର ପରମେଶ୍ୱର
ଏବଂ ମୁଁ ତାଙ୍କର ପ୍ରଶଂସା କରିବି।
ସଦାପ୍ରଭୁ ହେଉଛନ୍ତି ମୋର ପୂର୍ବପୁରୁଷମାନଙ୍କର ପରମେଶ୍ୱର
ଏବଂ ମୁଁ ତାଙ୍କର ସମ୍ମାନ କରିବି।
3 ସଦାପ୍ରଭୁ ଯୁଦ୍ଧବୀର,
ସଦାପ୍ରଭୁ ତାଙ୍କର ନାମ।
4 ସେ ଫାରୋଙ୍କର ରଥ ଏବଂ
ସୈନ୍ୟମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଛନ୍ତି।
ଫାରୋଙ୍କର ବଛା ବୀରମାନେ
ସୂଫ ସାଗରରେ ନିମଗ୍ନ ହୋଇ ଅଛନ୍ତି।
5 ଗଭୀର ଜଳ ସେମାନଙ୍କୁ ଆଚ୍ଛାଦନ କରିଅଛି।
ସେମାନେ ପ୍ରସ୍ତର ତୁଲ୍ୟ ଅଗାଧ ଜଳରେ ବୁଡ଼ି ଗଲେ।
6 “ସଦାପ୍ରଭୁ ତାଙ୍କର ଦକ୍ଷିଣ ହସ୍ତ ବଳରେ ଗୌରବାନ୍ୱିତ
ଏବଂ ସଦାପ୍ରଭୁ, ତାଙ୍କର ଦକ୍ଷିଣ ହସ୍ତରେ ଶତ୍ରୁକୁ ପରାସ୍ତ କଲେ।
7 ତୁମ୍ଭେ ନିଜର ଉତ୍କୃଷ୍ଟ ମହିମାରେ,
ନିଜର ପ୍ରତିକୂଳାଗ୍ଭରୀମାନଙ୍କୁ ଧ୍ୱଂସ କରିଛ।
ତୁମ୍ଭେ ତୁମ୍ଭର କ୍ରୋଧାଗ୍ନି ପଠାଅ।
ତାହା ସେମାନଙ୍କୁ ନଡ଼ାପରି ଗ୍ରାସ କରେ।
8 ତୁମ୍ଭ ନାସାନ୍ଦ୍ରର ବିସ୍ଫୋଟ ଜଳକୁ
ପ୍ରାଚୀରତୁଲ୍ୟ ପରିଣତ କଲା।
ଏବଂ ଜଳସ୍ରୋତ ପ୍ରାଚୀରତୁଲ୍ୟ ହୋଇଗଲା।
ସମୁଦ୍ର ମଧ୍ୟସ୍ଥଳରେ ଜଳ ଜମାଟ ହୋଇଗଲା।
9 “ଶତ୍ରୁ କହିଲା,
‘ମୁଁ ସେମାନଙ୍କୁ ଗୋଡ଼ାଇବି ଓ ଧରିବି।
ମୁଁ ଲୁଟିତ ଦ୍ରବ୍ୟ ଭାଗ କରି ନେବି।
ସେମାନଙ୍କର ଉପରେ ମୋର ଅଭିଳାଷ ପୂର୍ଣ୍ଣ ହେବ।
ମୁଁ ଆପଣା ଖଡ଼୍ଗ ନିକ୍ଷେପ କରିବି, ମୋର ହସ୍ତ ସେମାନଙ୍କୁ ବିନାଶ କରିବ।’
10 ମାତ୍ର ତୁମ୍ଭେ ତାଙ୍କୁ ଫୁଙ୍କରେ ଉଡ଼ାଇ ଦେଲ
ଓ ସମୁଦ୍ରରେ ସେମାନଙ୍କୁ ବୁଡ଼ାଇ ଦେଲ।
ସେମାନେ ସୀସା ପରି
ଅଗାଧ ସମୁଦ୍ରରେ ବୁଡ଼ିଗଲେ।
11 “ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ ଆଉ କୌଣସି ଦେବତା ଅଛି କି?
ନା, ତୁମ୍ଭ ପରି ଆଉ କେହି ନାହାନ୍ତି।
ତୁମ୍ଭେ ପବିତ୍ର ଅଟ।
ତୁମ୍ଭେ ଆଶ୍ଚର୍ଯ୍ୟ ଶକ୍ତିରେ ପରିପୂର୍ଣ୍ଣ, ତୁମ୍ଭେ ବଡ଼ ଅଦ୍ଭୂତ କାର୍ଯ୍ୟ କର!
12 ତୁମ୍ଭେ ଆପଣା ଦକ୍ଷିଣ ହସ୍ତ ଉଠାଇଲ
ଏବଂ ପୃଥିବୀ ସେମାନଙ୍କୁ ଗ୍ରାସ କଲା।
13 କିନ୍ତୁ ତୁମ୍ଭେ ଦୟାରେ ରକ୍ଷା କରିଥିବା
ଲୋକମାନଙ୍କୁ ଆଗେଇ ନେଲ।
ତୁମ୍ଭେ ଆପଣା ପରାକ୍ରମରେ
ସେମାନଙ୍କୁ ତୁମ୍ଭର ପବିତ୍ର ନିବାସସ୍ଥାନକୁ ନେଇ ଯାଇଛ।
14 “ଲୋକମାନେ ଏହା ଶୁଣି ଅଛନ୍ତି,
ସେମାନେ ଭୟରେ କମ୍ପୁ ଅଛନ୍ତି।
ପଲେଷ୍ଟୀୟ ନିବାସୀମାନେ ଭୟରେ ଥରିବାକୁ ଲାଗିଲେ।
15 ଇଦୋମର ନେତାଗଣ ଭୟରେ ଥରିଲେ।
ମୋୟାବର ସାହସୀ ଓ ଶକ୍ତିଶାଳୀ ଲୋକମାନେ ମଧ୍ୟ ଭୟରେ ଥରିଲେ।
କିଣାନୀୟମାନେ ସେମାନଙ୍କର ସାହସ ହରାଇଲେ।
16 ସେହି ସମସ୍ତ ଲୋକମାନେ ଭୟଭୀତ ହେବେ।
ତୁମ୍ଭ ବାହୁର ଶକ୍ତି ଦ୍ୱାରା ସେମାନେ ପଥର ପରି ନିଶ୍ଚଳ ହେବେ,
ଯେପର୍ଯ୍ୟନ୍ତ ତୁମ୍ଭର ଲୋକମାନେ, ଯେଉଁମାନଙ୍କୁ ତୁମ୍ଭେ ମୁକ୍ତ କଲ ଗ୍ଭଲି ଯାଇ ନାହାନ୍ତି।
17 ତୁମ୍ଭେ ସେମାନଙ୍କୁ ଆଣ
ଓ ସେମାନଙ୍କୁ ନିଜ ପର୍ବତରେ ସ୍ଥାପନ କର।
ହେ ସଦାପ୍ରଭୁ, ତୁମ୍ଭ ନିଜ ନିମନ୍ତେ ଏକ ସ୍ଥାନ ପ୍ରସ୍ତୁତ କରିଅଛ,
ସଦାପ୍ରଭୁ ତୁମ୍ଭର ହସ୍ତ ଏକ ଧର୍ମଧାମ ପ୍ରସ୍ତୁତ କରିଅଛି।
18 “ସଦାପ୍ରଭୁ ଚିରଦିନ ରାଜତ୍ୱ କରିବେ।”
19 କାରଣ ଫାରୋଙ୍କର ଘୋଡ଼ା, ରଥ ଏବଂ ସୈନ୍ୟମାନେ ସବୁ ସମୁଦ୍ର ଭିତରକୁ ଗ୍ଭଲି ଯାଇଛନ୍ତି। ସଦାପ୍ରଭୁ ସେମାନଙ୍କ ଉପରେ ସମୁଦ୍ର ଜଳ ଆଚ୍ଛାଦିତ କରାଇଲେ। ମାତ୍ର ଇସ୍ରାଏଲ ଲୋକମାନେ ସମୁଦ୍ର ମଧ୍ୟରେ ଶୁଷ୍କ ରାସ୍ତାରେ ଗମନ କଲେ।
20 ଏହା ପରେ ହାରୋଣର ଭଉଣୀ, ଭବିଷ୍ୟଦ୍ବକ୍ତ୍ରୀ ମରିୟମ ଦାରା ନେଲେ ଏବଂ ସମସ୍ତ ସ୍ତ୍ରୀ ଲୋକମାନେ ଦାରା ବଜାଇଲେ ଓ ନାଚିଲେ। ମରିୟମ ପୁନରାବୃତ୍ତି କଲେ। 21 ତା’ପରେ ମରିୟମ ଲୋକମାନଙ୍କୁ କହିଲେ,
“ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର।
ଯେହେତୁ ସେ ମହାନ କାର୍ଯ୍ୟ କରିଛନ୍ତି।
ସେ ଅଶ୍ୱ ଓ ଅଶ୍ୱାରୋହୀ ସୈନ୍ୟମାନଙ୍କୁ
ସମୁଦ୍ରରେ ନିକ୍ଷେପ କରିଅଛନ୍ତି।”
ଇସ୍ରାଏଲ ପ୍ରାନ୍ତର ମଧ୍ୟକୁ ଯାଆନ୍ତି
22 ମୋଶା ଇସ୍ରାଏଲ ଲୋକମାନଙ୍କୁ ସୂଫସାଗରଠାରୁ ପର୍ବତ ଆଡ଼କୁ ନେଇଗଲେ। ସେମାନେ ତିନି ଦିନ ଧରି ମରୁଭୂମିରେ ଯାତ୍ରା କଲେ, ଲୋକମାନେ ଟିକେ ମଧ୍ୟ ପାଣି ପାଇଲେ ନାହିଁ। 23 ତିନି ଦିନ ପରେ ଲୋକମାନେ ମାରାଠାରେ ପହଞ୍ଚିଲେ। ସେଠାରେ ପାଣି ଥିଲା କିନ୍ତୁ ତିକ୍ତତା ହେତୁ ପାନୀୟ ଯୋଗ୍ୟ ନ ଥିଲା। ଯେଉଁଥିପାଇଁ ସେହି ସ୍ଥାନର ନାମ ହେଲା ମାରା।
24 ଲୋକମାନେ ମୋଶାଙ୍କ ନିକଟରେ ଅଭିଯୋଗ କଲେ। ଲୋକମାନେ କହିଲେ, “ଆମ୍ଭେ କ’ଣ ପିଇବୁ?”
25 ମୋଶା ସଦାପ୍ରଭୁଙ୍କୁ ଡାକ ପକାଇଲେ। ତେଣୁ ସଦାପ୍ରଭୁ ତାଙ୍କୁ ଏକ ବୃକ୍ଷ ଦେଖାଇଲେ। ମୋଶା ସେହି ବୃକ୍ଷର ଶାଖାକୁ ଜଳରେ ପକାନ୍ତେ ଏହା ମଧୁର ହୋଇଗଲା।
ସେହି ସ୍ଥାନରେ, ସଦାପ୍ରଭୁ ତାଙ୍କୁ ବ୍ୟବସ୍ଥା ଓ ଆଜ୍ଞା ଦେଲେ। ସେଠାରେ ସେ ତାଙ୍କୁ ପରୀକ୍ଷା କଲେ। 26 ତା’ପରେ ସେ କହିଲେ, “ତୁମ୍ଭେ ଯେବେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର ଏବଂ ତାଙ୍କ ଦୃଷ୍ଟିରେ ଯାହା ଉଚିତ୍ ତାହା କର, ତାଙ୍କର ଆଜ୍ଞା ପାଳନ କର ଏବଂ ତାଙ୍କର ବ୍ୟବସ୍ଥାସବୁ ପାଳନ କର, ତେବେ ମିଶରୀୟମାନେ ଯେଉଁସବୁ ରୋଗରେ ପିଡ଼ୀତ ହେଲେ, ତୁମ୍ଭେମାନେ ସେହି ରୋଗରେ ପିଡ଼ୀତ ହେବ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।”
27 ଏହା ପରେ ଲୋକମାନେ ଏଲୀମକୁ ଗଲେ। ଏଲୀମଠାରେ ବାରଟି ନିର୍ଝର ଏବଂ ସତୁରୀଟି ଖଜୁରୀ ଗଛ ଥିଲା। ତେଣୁ ଲୋକମାନେ ସେଠାରେ ପାଣି ପାଖରେ ଛାଉଣି ସ୍ଥାପନ କଲେ।
ମୋଶା ଓ ଏଲିୟଙ୍କ ସହିତ ଯୀଶୁ(A)
17 ଛଅ ଦିନ ପରେ ଯୀଶୁ ପିତର, ଯାକୁବ ଓ ତାହାଙ୍କର ଭାଇ ଯୋହନଙ୍କୁ ସାଙ୍ଗରେ ନେଲେ ଓ ଗୋଟିଏ ଉଚ୍ଚ ପର୍ବତ ଉପରକୁ ଗଲେ। ସେଠାରେ ସେମାନେ ସମସ୍ତେ ଥିଲେ। 2 ସେମାନଙ୍କ ଆଗରେ ଯୀଶୁଙ୍କ ସ୍ୱରୂପ ବଦଳିଗଲା। ତାହାଙ୍କର ମୁଖ ସୂର୍ଯ୍ୟ ଭଳି ଝଲସି ଉଠିଲା। ତାହାଙ୍କର ପୋଷାକ ଆଲୋକ ଭଳି ଧଳା ଦେଖାଗଲା। 3 ହଠାତ୍ ସେ ସ୍ଥାନରେ ଦୁଇଜଣ ବ୍ୟକ୍ତି ଆସି ଯୀଶୁଙ୍କ ସହିତ କଥାବାର୍ତ୍ତା ହେଲେ। ସେମାନେ ଏଲିୟ ଓ ମୋଶା [a] ଥିଲେ।
4 ଏହା ଦେଖି ପିତର ଯୀଶୁଙ୍କୁ କହିଲେ, “ହେ ପ୍ରଭୁ, ଭଲ ହେଲା ଯେ, ଆମ୍ଭେ ଏଠାରେ ଅଛୁ। ଆପଣ ଗ୍ଭହିଁଲେ ମୁଁ ଏଠାରେ ତିନୋଟି ତମ୍ବୁ ଟାଣି ଦେବି। ସେଥିରୁ ଗୋଟିଏ ଆପଣଙ୍କ ପାଇଁ, ଗୋଟିଏ ମୋଶାଙ୍କ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ।”
5 ପିତର ଏ କଥା କହୁଥିବା ବେଳେ ଗୋଟିଏ ଉଜ୍ଜ୍ୱଳ ମେଘଖଣ୍ଡ ଆସି ସେମାନଙ୍କୁ ଢାଙ୍କି ଦେଲା। ମେଘମଧ୍ୟରୁ ଆକାଶବାଣୀ ହେଲା, “ଏ ହେଉଛନ୍ତି ମୋର ପୁତ୍ର ଯାହାଙ୍କୁ ମୁଁ ପ୍ରେମ କରେ। ତାହାଙ୍କ ଉପରେ ମୁଁ ବହୁତ ସନ୍ତୁଷ୍ଟ। ତୁମ୍ଭେ ତାହାଙ୍କ କଥା ମାନ।”
6 ଯୀଶୁଙ୍କ ଶିଷ୍ୟମାନେ ଏ କଥା ଶୁଣି ଅଧିକ ଭୟଭୀତ ହୋଇ ପଡ଼ିଲେ। ସେମାନେ ଭୂଇଁ ଉପରେ ପଡ଼ିଗଲେ। 7 ଯୀଶୁ ଶିଷ୍ୟମାନଙ୍କ ପାଖକୁ ଆସି ସେମାନଙ୍କୁ ଛୁଇଁଦେଲେ। ଯୀଶୁ କହିଲେ, “ଠିଆ ହୁଅ। ଭୟ କର ନାହିଁ।” 8 ଶିଷ୍ୟମାନେ ଉପରକୁ ଗ୍ଭହିଁଲେ, ସେମାନେ ଯୀଶୁଙ୍କ ଛଡ଼ା ଆଉ କାହାରିକୁ ଦେଖିଲେ ନାହିଁ।
9 ଯୀଶୁ ଓ ଶିଷ୍ୟମାନେ ପର୍ବତ ଉପରୁ ତଳକୁ ଓହ୍ଲାଉଥିଲେ। ଯୀଶୁ ଶିଷ୍ୟମାନଙ୍କୁ ଆଦେଶ ଦେଲେ, “ପର୍ବତ ଉପରେ ତୁମ୍ଭେମାନେ ଯାହାସବୁ ଦେଖିଲ, ତାହା କାହାକୁ କହିବ ନାହିଁ। ମନୁଷ୍ୟପୁତ୍ର ମୃତ୍ୟୁରୁ ପୁନର୍ଜୀବିତ ହେବା ପର୍ଯ୍ୟନ୍ତ ଅପେକ୍ଷା କର। ତା’ପରେ ତୁମ୍ଭେ ଯାହାସବୁ ଦେଖିଛ, ତାହା ଲୋକଙ୍କ ଆଗରେ କହିପାର।”
10 ଯୀଶୁଙ୍କୁ ଶିଷ୍ୟମାନେ ପଗ୍ଭରିଲେ, “ତେବେ ଧର୍ମଶାସ୍ତ୍ରୀମାନେ କାହିଁକି କହୁଛନ୍ତି ଯେ, ଖ୍ରୀଷ୍ଟଙ୍କ ପୂର୍ବରୁ ପ୍ରଥମେ ଏଲିୟ ନିଶ୍ଚୟ ଆସିବେ?”
11 ଯୀଶୁ ଉତ୍ତର ଦେଲେ, “ସେମାନେ ଠିକ୍ କହିଛନ୍ତି ଯେ ଏଲିୟ ଆସୁଛନ୍ତି, ସେ ପ୍ରତ୍ୟେକ ବସ୍ତୁକୁ ଠିକ୍ କ୍ରମରେ ରଖିବେ। 12 କିନ୍ତୁ ମୁଁ ତୁମ୍ଭକୁ କହି ଦେଉଛି ଯେ, ଏଲିୟ ଆସି ସାରିଛନ୍ତି। ଲୋକମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ। ଲୋକମାନେ ଯାହା ଇଚ୍ଛା କଲେ, ତାହାଙ୍କୁ ସେହି ପ୍ରକାର ବ୍ୟବହାର କଲେ। ସେହିଭଳି ମନୁଷ୍ୟପୁତ୍ର ମଧ୍ୟ ସେମାନଙ୍କଠାରୁ ସେହି ପ୍ରକାର ଯାତନା ଭୋଗ କରିବେ।” 13 ତା’ପରେ ତାହାଙ୍କର ଶିଷ୍ୟମାନେ ବୁଝି ପାରିଲେ ଯେ ଯୀଶୁ ଯେଉଁ ବାପ୍ତିଜକ ଯୋହନଙ୍କ ବିଷୟରେ ସେମାନଙ୍କୁ କହିଥିଲେ, ସେ ପ୍ରକୃତରେ ଏଲିୟ।
ଯୀଶୁ ଗୋଟିଏ ଅସୁସ୍ଥ ବାଳକକୁ ସୁସ୍ଥ କରିଦେଲେ(B)
14 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଲୋକମାନଙ୍କ ପାଖକୁ ଫେରି ଆସିଲେ। ଗୋଟିଏ ଲୋକ ଯୀଶୁଙ୍କ ପାଖକୁ ଆସି ତାହାଙ୍କ ଆଗରେ ଆଣ୍ଠୁ ମାଡ଼ି ପଡ଼ିଗଲା। 15 ସେ କହିଲା, “ପ୍ରଭୁ, ମୋର ପୁଅ ଉପରେ ଦୟା କର। ସେ ମୂର୍ଚ୍ଛା ରୋଗରେ ବଡ଼ କଷ୍ଟ ପାଉଛି। ଅନେକ ସମୟରେ ସେ ନିଆଁରେ କିମ୍ବା ପାଣିରେ ପଡ଼ି ଯାଉଛି। 16 ମୁଁ ତାକୁ ତୁମ୍ଭ ଶିଷ୍ୟମାନଙ୍କ ପାଖକୁ ଆଣିଥିଲି, କିନ୍ତୁ ସେମାନେ ତାକୁ ସୁସ୍ଥ କରି ପାରିଲେ ନାହିଁ।”
17 ଯୀଶୁ କହିଲେ, “ତୁମ୍ଭମାନଙ୍କର ବିଶ୍ୱାସ ନାହିଁ। ତୁମ୍ଭେମାନେ ମନ୍ଦ ଜୀବନ କାଟୁଛ। ମୁଁ ଆଉ କେତେଦିନ ତୁମ୍ଭମାନଙ୍କ ସହିତ ରହିବି? କେତେ ସମୟ ପର୍ଯ୍ୟନ୍ତ ମୋର ଧୈର୍ଯ୍ୟ ରହିବ? ସେ ପିଲାଟିକୁ ମୋ’ ପାଖକୁ ଆଣ।” 18 ତା’ପରେ ଯୀଶୁ ପିଲାଟିର ଦେହ ଭିତରେ ରହିଥିବା ଭୂତଟିକୁ କଠୋର ଆଦେଶ ଦେଲେ। ଭୂତଟି ତା ଦେହରୁ ବାହାରି ଆସିଲା, ସେହି ମୁହୂର୍ତ୍ତରେ ପିଲାଟି ସୁସ୍ଥ ହୋଇଗଲା।
19 ତା’ପରେ ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କୁ ନିରୋଳାରେ ଭେଟି ପଗ୍ଭରିଲେ, “ଆମ୍ଭେମାନେ ଭୂତକୁ ତଡ଼ିଦେବାକୁ କାହିଁକି ସକ୍ଷମ ହୋଇ ପାରିଲୁ ନାହିଁ?”
20 ଯୀଶୁ କହିଲେ, “ତାହା କେବଳ ତୁମ୍ଭର ଅଳ୍ପ ବିଶ୍ୱାସର ଯୋଗୁଁ ହେଲା। ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭର ଯଦି ଗୋଟିଏ ସୋରିଷ ଦାନା ପରିମାଣର ମଧ୍ୟ ବିଶ୍ୱାସ ଅଛି, ତେବେ ତୁମ୍ଭେ ଏହି ପର୍ବତକୁ କହିପାରିବ, ‘ଏ ଜାଗାରୁ ସେ ଜାଗାକୁ ଗ୍ଭଲିଯାଅ,’ ଏବଂ ପର୍ବତ ଗ୍ଭଲିଯିବ। ତୁମ୍ଭ ପାଇଁ କିଛି ଅସମ୍ଭବ ହୋଇ ରହିବ ନାହିଁ।’’ 21 (ଏହିଭଳି ଭୂତମାନେ କେବଳ ଉପବାସ ଓ ପ୍ରାର୍ଥନା ଦ୍ୱାରା ବାହାରି ଯାଇ ଥା’ନ୍ତି।) [b]
ନିଜ ମୃତ୍ୟୁ ବିଷୟରେ ଯୀଶୁ କହନ୍ତି(C)
22 ତା’ପରେ ଗାଲିଲୀରେ ଶିଷ୍ୟମାନେ ଏକାଠି ହେବାପରେ ଯୀଶୁ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ରଙ୍କୁ ମନୁଷ୍ୟମାନେ ହିଁ ଧରିନେବେ। 23 ସେମାନେ ତାହାଙ୍କୁ ମାରିଦେବେ, କିନ୍ତୁ ସେ ମୃତ୍ୟୁରୁ ତୃତୀୟ ଦିନ ବଞ୍ଚି ଉଠିବେ।” ଯୀଶୁଙ୍କୁ ମାରି ଦିଆଯିବ ବୋଲି ଖବର ଶୁଣି ତାହାଙ୍କ ଶିଷ୍ୟମାନେ ବହୁତ ମନଦୁଃଖ କଲେ।
କର ଦେବା ବିଷୟରେ ଯୀଶୁଙ୍କ ଉପଦେଶ
24 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କଫର୍ନାହୂମକୁ ଗଲେ। କଫର୍ନାହୂମରେ କେତେକ ଲୋକ ପିତରଙ୍କ ପାଖକୁ ଆସିଲେ। ଯେଉଁମାନେ ମନ୍ଦିରର କରଆଦାୟ କରନ୍ତି, ସେମାନେ ସେହି ଲୋକ ଥିଲେ। ସେମାନେ ପଗ୍ଭରିଲେ, “ତୁମ୍ଭର ଗୁରୁ ମନ୍ଦିରର ‘ଦୁଇ-ଡ୍ରକ୍ମା’ କର [c] ଦିଅନ୍ତି କି?”
25 ପିତର ଉତ୍ତର ଦେଲେ, “ହଁ, ସେ ଦିଅନ୍ତି।”
ପିତର ଘର ଭିତରକୁ ଗଲେ, ସେଠାରେ ଯୀଶୁ ଥିଲେ। ପିତର କିଛି କହିବା ପୂର୍ବରୁ ଯୀଶୁ କହିଲେ, “ପୃଥିବୀର ରାଜାମାନେ ଲୋକମାନଙ୍କଠାରୁ ଅନେକ ପ୍ରକାର କରଆଦାୟ କରିଥା’ନ୍ତି। କିନ୍ତୁ କେଉଁମାନେ ସେହି କର ଦିଅନ୍ତି? ଏମାନେ କ’ଣ ରାଜାଙ୍କ ନିଜ ସନ୍ତାନସନ୍ତତି ନା ଅନ୍ୟମାନଙ୍କର ସନ୍ତାନସନ୍ତତି? ତୁମ୍ଭେ କ’ଣ ଭାବୁଛ?”
26 ପିତର ଉତ୍ତର ଦେଲେ, “ରାଜାମାନେ ଅନ୍ୟମାନଙ୍କର ସନ୍ତାନସନ୍ତତିଙ୍କଠାରୁ କରଆଦାୟ କରନ୍ତି।”
ଯୀଶୁ ତାହାଙ୍କୁ କହିଲେ, “ତା’ର ଅର୍ଥ ରାଜାଙ୍କ ସନ୍ତାନମାନଙ୍କୁ କର ଦେବାକୁ ପଡ଼େ ନାହିଁ। 27 କିନ୍ତୁ ଏହି କରଆଦାୟକାରୀଙ୍କୁ ଆମ୍ଭେ କ୍ରୋଧିତ କରିବା ନାହିଁ। ତେଣୁ କର ଏହିଭଳି ଭାବରେ ଦେଇଦିଅ: ହ୍ରଦକୁ ଯାଅ। ତୁମ୍ଭର ମାଛ ଧର। ତୁମ୍ଭେ ଧରିଥିବା ପ୍ରଥମ ମାଛଟି ଆଣ, ତା’ର ପାଟି ଖୋଲ। ତା ପାଟିରୁ ତୁମ୍ଭେ ଗ୍ଭରୋଟି ରୌପ୍ୟ ମୁଦ୍ରା ପାଇବ। ସେ ମୁଦ୍ରାଗୁଡ଼ିକୁ ଆଣି ମୋ’ ପାଇଁ ଓ ତୁମ୍ଭ ପାଇଁ ଟିକସ ଆଦାୟକାରୀଙ୍କୁ ଦେଇଦିଅ।”
2010 by World Bible Translation Center