Print Page Options
Previous Prev Day Next DayNext

Old/New Testament

Each day includes a passage from both the Old Testament and New Testament.
Duration: 365 days
Oriya Bible: Easy-to-Read Version (ERV-OR)
Version
ଲେବୀୟ ପୁସ୍ତକ 17-18

ପ୍ରାଣୀମାନଙ୍କୁ ବଧ କରିବା ଓ ଭକ୍ଷ୍ୟଣ କରିବାର ବିଧି

17 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣଙ୍କୁ, ତାଙ୍କର ସନ୍ତାନଗଣଙ୍କୁ ଓ ଇସ୍ରାଏଲର ସମସ୍ତ ଲୋକମାନଙ୍କୁ ସଦାପ୍ରଭୁଙ୍କ ଆଜ୍ଞା ବିଷୟରେ କୁହ। ଯଦି କେହି ଗାଈ କି ମେଷ କି ଛାଗ ଛାଉଣି ମଧ୍ୟରେ ବା ଛାଉଣି ବାହାରେ ବଧ କରେ, ସେହି ଲୋକ ସେହି ପ୍ରାଣୀକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ ଓ ସେହି ପ୍ରାଣୀର ଏକ ଅଂଶ ଉପହାର ସ୍ୱରୂପ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। ସେ ଯଦି ତାହା ନ କରେ ତେବେ ରକ୍ତପାତର ଅପରାଧରେ ଅପରାଧୀ ହେବ। ସେ ରକ୍ତପାତ ଅପରାଧ ଯୋଗୁଁ ନିଜ ଲୋକମାନଙ୍କଠାରୁ ଅଲଗା ରହିବ। ଏଣୁ ଇସ୍ରାଏଲର ସନ୍ତାନଗଣ ନିଜ ନିଜର ଯେଉଁ ବଳି କ୍ଷେତ୍ରକୁ ନିଅନ୍ତି, ସେ ସମସ୍ତ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣିବେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଉତ୍ସର୍ଗ କରିବେ। ତା’ପରେ ସେ ଯାଜକ ସମାଗମ-ତମ୍ବୁ ଦ୍ୱାର ନିକଟରେ ସଦାପ୍ରଭୁଙ୍କ ଯଜ୍ଞବେଦି ଉପରେ ସେହି ରକ୍ତ ଛିଞ୍ଚିବ, ଆଉ ସଦାପ୍ରଭୁଙ୍କୁ ଉପହାର ସ୍ୱରୂପ ସେହି ମେଦ ଦ‌‌‌‌ଗ୍‌‌‌‌ଧ କରିବ। ତହିଁରେ ସେମାନେ ଯେଉଁ ଛାଗ ପ୍ରତିମାମାନଙ୍କ ସହିତ ବ୍ୟଭିଗ୍ଭର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ। ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।

“ତୁମ୍ଭେ ସବୁ ଲୋକଙ୍କୁ କହିବ, ଇସ୍ରାଏଲ ବଂଶଜାତ କୌଣସି ଲୋକ କିମ୍ବା ଭ୍ରମଣକାରୀ କିମ୍ବା କୌଣସି ବିଦେଶୀ ଲୋକ ଯେବେ ହୋମବଳି କି ବଳିଦାନ କରେ, ତେବେ ସେ ସେହି ବଳିଦାନ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣି ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ। ଯଦି ସେ ତାହା ନ କରିବ ତେବେ ସେ ନିଜ ଲୋକମାନଙ୍କଠାରୁ ପୃଥକ ରହିବ।

10 “ଆଉ କୌଣସି ଇସ୍ରାଏଲୀୟ କିମ୍ବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜି ପ୍ରାଣୀର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କଠାରୁ ତାକୁ ପୃଥକ ରଖିବା। 11 କାରଣ ରକ୍ତରେ ପ୍ରାଣୀର ଜୀବନ ଥାଏ। ପୁଣି ତୁମ୍ଭମାନଙ୍କ ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ କରିବାକୁ ଆମ୍ଭେ ତାହା ଯଜ୍ଞବେଦି ଉପରେ ତୁମ୍ଭମାନଙ୍କୁ ଦେଇଅଛୁ, ଯେହେତୁ ପ୍ରାଣର ମୂଲ୍ୟରେ ରକ୍ତ ହିଁ ପ୍ରାୟଶ୍ଚିତ କରେ। 12 ତେଣୁ ଆମ୍ଭେ ଇସ୍ରାଏଲର ସନ୍ତାନଗଣଙ୍କୁ କହୁଛୁ, ତୁମ୍ଭମାନଙ୍କ ମଧ୍ୟରୁ କେହି ରକ୍ତ ଭୋଜନ କରିବ ନାହିଁ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ରକ୍ତ ଭୋଜନ କରିବ ନାହିଁ।

13 “ଆଉ କୌଣସି ଇସ୍ରାଏଲୀୟ ହେଉ କିମ୍ବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ହେଉ, ଯଦି ମୃଗୟା କରି କୌଣସି ପଶୁ ବା ପକ୍ଷୀକୁ ଖାଦ୍ୟ ପାଇଁ ବଧ କରେ, ତେବେ ସେ ତାହାର ରକ୍ତ ଭୁମିରେ ଢାଳି ଧୂଳିରେ ଢାଙ୍କିବ। 14 କାରଣ ସବୁ ପ୍ରାଣୀର ପ୍ରାଣ ରକ୍ତରେ ହିଁ ଥାଏ। ଏଣୁ ଆମ୍ଭେ ଇସ୍ରାଏଲର ସନ୍ତାନଗଣଙ୍କୁ କହିଲୁ, ତୁମ୍ଭେମାନେ କୌଣସି ପ୍ରାଣୀର ରକ୍ତ ଭୋଜନ କରିବ ନାହିଁ। ଯେହେତୁ ସକଳ ପ୍ରାଣୀର ରକ୍ତ ହିଁ ତା’ର ପ୍ରାଣ। ଯେକେହି ତାହା ଭୋଜନ କରେ, ସେ ନିଜ ଲୋକମାନଙ୍କଠାରୁ ଅଲଗା ରହିବ।

15 “ଆଉ ତୁମ୍ଭେ ନିଜ ଲୋକ କି ବିଦେଶୀ ମଧ୍ୟରୁ ଯେକେହି ସ୍ୱୟଂ ମୃତ ପଶୁ ଭୋଜନ କରେ, ତେବେ ସେ ନିଜର ବସ୍ତ୍ର ଧୋଇବା ଉଚିତ୍, ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ, ତାହାପରେ ସେ ଶୁଚି ହେବ। 16 ଯଦି ସେ ତା’ର ବସ୍ତ୍ର ନ ଧୂଏ କିମ୍ବା ସ୍ନାନ ନ କରେ, ତେବେ ସେ ପାପର ଅପରାଧ ବହନ କରିବ।”

ଦୈହିକ ସମ୍ପର୍କ ବିଷୟରେ ବ୍ୟବସ୍ଥା

18 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲର ସନ୍ତାନଗଣଙ୍କୁ କୁହ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। ଅତୀତରେ ତୁମ୍ଭେମାନେ ମିଶର ଦେଶରେ ବାସ କରୁଥିଲ, ସେହି ଦେଶରେ ସେମାନେ କଲାପରି, ତୁମ୍ଭେମାନେ କରିବା ଉଚିତ୍ ନୁହଁ। ପୁଣି ଯେଉଁ କିଣାନ ଦେଶକୁ ମୁଁ ତୁମ୍ଭମାନଙ୍କୁ ଦେବାକୁ ଯାଉଅଛି, ସେଠାରେ ବାସ କରୁଥିବା ଲୋକମାନଙ୍କର ପ୍ରଥା ଅନୁସରଣ କରିବ ନାହିଁ କିମ୍ବା ସେମାନଙ୍କର ପ୍ରଥା ଅନୁସାରେ ଚଳିବ ନାହିଁ। ତୁମ୍ଭେମାନେ ଆମ୍ଭର ବିଧି ଓ ବ୍ୟବସ୍ଥା ପାଳନ କରିବ ଓ ତଦନୁସାରେ ଆଚରଣ କରିବ। କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। ତେଣୁ ତୁମ୍ଭେମାନେ ଆମ୍ଭର ବ୍ୟବସ୍ଥା ଓ ଆମ୍ଭର ବିଧି ପାଳନ କରିବ, ତାହା କଲେ ତୁମ୍ଭେମାନେ ବଞ୍ଚିବ। ଆମ୍ଭେ ସଦାପ୍ରଭୁ ଅଟୁ।

“ତୁମ୍ଭେମାନେ ଆପଣା କୁଟୁମ୍ବ ସହିତ ଦୈହିକ ସମ୍ପର୍କ ରଖିବ ନାହିଁ। ଆମ୍ଭେ ସଦାପ୍ରଭୁ ଅଟୁ।

“ତୁମ୍ଭେ ତୁମ୍ଭର ମାତାଙ୍କ ସହିତ ଦୈହିକ ସମ୍ପର୍କ ରଖିବା ଉଚିତ୍ ନୁହେଁ। ଏହା କରିବା ଦ୍ୱାରା ତୁମ୍ଭମାନଙ୍କର ପିତା ପ୍ରତି ଅସମ୍ମାନ ହେବ। ତେଣୁ ନିଶ୍ଚୟ ତାଙ୍କ ସହିତ ଦୈହିକ ସମ୍ପର୍କ ରଖିବ ନାହିଁ। ତୁମ୍ଭେ ତୁମ୍ଭର ପିତାଙ୍କ ଭାର୍ଯ୍ୟା ସହିତ ଦୈହିକ ସମ୍ପର୍କ ରଖିବ ନାହିଁ, ଯଦିଓ ସେ ତୁମ୍ଭର ମା ନୁହେଁ, ତାହା ତୁମ୍ଭର ପିତାଙ୍କ ପ୍ରତି ଅସମ୍ମାନ ହେବ।

“ତୁମ୍ଭେ ନିଜର ଭଗିନୀ, ଅର୍ଥାତ୍ ତୁମ୍ଭ ପିତୃକନ୍ୟା ବା ମାତୃକନ୍ୟା, ସେ ଗୃହରେ ଜନ୍ମ ହୋଇଥାଉ କିମ୍ବା ଅନ୍ୟତ୍ର ଜନ୍ମ ହୋଇଥାଉ, ତା’ ସହିତ ମଧ୍ୟ ଦୈହିକ ସମ୍ପର୍କ ରଖିବ ନାହିଁ।

10 “ତୁମ୍ଭେ ନିଜ ପୌତ୍ରୀର କିମ୍ବା ଦୌହିତ୍ରୀର ସହିତ ଦୈହିକ ସମ୍ପର୍କ ରଖିବ ନାହିଁ। କାରଣ ସେ ତୁମ୍ଭର ନିଜ ଭବିଷ୍ୟ‌ଦ୍‌ ବଂଶଧର।

11 “ତୁମ୍ଭେ ତୁମ୍ଭ ବିମାତା କନ୍ୟା ସହିତ ଯୌନ ସମ୍ପର୍କ ରଖିବ ନାହିଁ, କାରଣ ସେ ତମ୍ଭର ପିତାଙ୍କଠାରୁ ଜନ୍ମି ଅଛି ଓ ସେ ତୁମ୍ଭର ଭଗିନୀ, ତା’ ସହିତ ଯୌନ ସମ୍ପର୍କ ରଖିବ ନାହିଁ।

12 “ତୁମ୍ଭେ ନିଜର ପିଉସୀ ସହିତ ଯୌନ ସମ୍ପର୍କ ରଖିବ ନାହିଁ। କାରଣ ସେ ତୁମ୍ଭ ପିତାଙ୍କ ଅତି ନିକଟ ସମ୍ପର୍କୀୟ। 13 ତୁମ୍ଭେ ତୁମ୍ଭର ମାଉସୀ ସହିତ ମଧ୍ୟ ଯୌନ ସମ୍ପର୍କ ରଖିବ ନାହିଁ। କାରଣ ସେ ତୁମ୍ଭ ମାଙ୍କର ଅତି ନିକଟ ସମ୍ପର୍କୀୟା। 14 ତୁମ୍ଭେ ତୁମ୍ଭର କକାଙ୍କ ସ୍ତ୍ରୀ ସହିତ ଦୈହିକ ସମ୍ପର୍କ ରଖିବ ନାହିଁ। ତାଙ୍କର ସ୍ତ୍ରୀଙ୍କୁ ଅନୁନୟ କର ନାହିଁ। ସେ ତୁମ୍ଭର ଖୁଢ଼ୀ।

15 “ତୁମ୍ଭେ ତୁମ୍ଭର ପୁଅର ବୋହୂ ସହିତ ଦୈହିକ ସମ୍ପର୍କ ରଖିବ ନାହିଁ। କାରଣ ସେ ତୁମ୍ଭର ପୁତ୍ରବଧୁ। ତୁମ୍ଭେ ତାହା ସହିତ ଯୌନ ସମ୍ପର୍କ ରଖିବ ନାହିଁ।

16 “ତୁମ୍ଭେ ତୁମ୍ଭର ଭାତୃବଧୂ ସହିତ ଯୌନ ସମ୍ପର୍କ ରଖିବ ନାହିଁ। କାରଣ ସେ ତୁମ୍ଭର ଭାଇଙ୍କର ସ୍ତ୍ରୀ ଅଟେ। ତାହା ତୁମ୍ଭର ଭାଇ ପ୍ରତି ଅସମ୍ମାନ ହେବ।

17 “ତୁମ୍ଭେ କୌଣସି ସ୍ତ୍ରୀର ଓ ତାହାର କନ୍ୟା ସହିତ ଯୌନ ସମ୍ପର୍କ ରଖିବ ନାହିଁ। ତୁମ୍ଭେ ତାହାର ପୌତ୍ରୀ କିମ୍ବା ଦୌହିତ୍ରୀ ସହିତ ଯୌନ ସମ୍ପର୍କ ରଖିବ ନାହିଁ। କାରଣ ସେମାନେ ତା’ର ନିକଟ ସମ୍ପର୍କୀୟ। ଏପ୍ରକାର ଯୌନ ସମ୍ପର୍କ ଭୟଙ୍କର ଭାବରେ ନୀତି ବିରୁଦ୍ଧ।

18 “ତୁମ୍ଭର ସ୍ତ୍ରୀ ଜୀବିତ ଥିଲେ ତୁମ୍ଭେ ତୁମ୍ଭର ଶାଳୀକୁ ବିବାହ କରି ତାହା ସହିତ ଯୌନ ସମ୍ପର୍କ ରଖିବା ଉଚିତ୍ ନୁହେଁ।

19 “ପୁଣି କୌଣସି ରଜସ୍ୱଳା ନାରୀ ସହିତ ଯୌନ ସମ୍ପର୍କ ରଖିବ ନାହିଁ। କାରଣ ସେସମୟରେ ସେ ଅଶୁଚି ଅଟେ।

20 “ପୁଣି ତୁମ୍ଭେ କୌଣସି ପ୍ରତିବାସୀ ସ୍ତ୍ରୀ ସହିତ ଯୌନ ସମ୍ପର୍କ ରଖି ନିଜକୁ ଅଶୁଚି କରିବ ନାହିଁ।

21 “ତୁମ୍ଭେ ନିଜ ବଂଶଜାତ କାହାକୁ ହିଁ ମୋଲକ୍ ଦେବତାର ଉଦ୍ଦେଶ୍ୟରେ ଉତ୍ସର୍ଗୀତ ହେବାକୁ ଦେବା ଉଚିତ୍ ନୁହଁ, କିମ୍ବା ତୁମ୍ଭେ ତୁମ୍ଭର ପରମେଶ୍ୱରଙ୍କ ପବିତ୍ର ନାମକୁ କଳୁଷିତ ନିଶ୍ଚୟ କରିବ ନାହିଁ। ମୁଁ ସଦାପ୍ରଭୁ ଅଟେ।

22 “ତୁମ୍ଭେ କୌଣସି ପୁରୁଷ ସହିତ, ସ୍ତ୍ରୀଲୋକ ସହିତ ଯୌନ ସମ୍ପର୍କ ରଖିବ ନାହିଁ। କାରଣ ତାହା ଘୃଣ୍ୟ ପାପ।

23 “ତୁମ୍ଭେ କୌଣସି ପଶୁ ସହିତ ଯୌନ ସମ୍ପର୍କ କରି ନିଜକୁ ଅଶୁଚି କରିବ ନାହିଁ। ଆଉ କୌଣସି ସ୍ତ୍ରୀ କୌଣସି ପ୍ରାଣୀ ସହିତ ଦୈହିକ ସମ୍ପର୍କ ରଖିବ ନାହିଁ। ଏହା ପ୍ରକୃତି ବିରୋଧ।

24 “ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ୱାରା ନିଜକୁ ଅଶୁଚି କର ନାହିଁ। କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ୱାରା ଅଶୁଚି ହୋଇଅଛନ୍ତି। 25 ସେମାନେ ଦେଶକୁ ଅଶୁଚି କରିଛନ୍ତି। ଏଣୁ ଆମ୍ଭେ ତାହାର ଅପରାଧ ତାହାକୁ ଭୋଗ କରାଉ ଅଛୁ ଓ ସେହି ଦେଶ ତାହାର ନିବାସୀମାନଙ୍କୁ ଉ‌ଦ୍‌ଗାର କରୁଅଛି।

26 “ତେଣୁ ତୁମ୍ଭେମାନେ ଆମ୍ଭର ବ୍ୟବସ୍ଥା ଓ ବିଧି ପାଳନ କରିବ। ସ୍ୱଦେଶୀୟ ହେଉ ବା ବିଦେଶୀୟ ହେଉ ତୁମ୍ଭେମାନେ ଏହି ସକଳ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବ ନାହିଁ। 27 କାରଣ ତୁମ୍ଭର ପୂର୍ବବର୍ତ୍ତୀ ଦେଶବାସୀ ଏହିସବୁ ଘୃଣାଯୋଗ୍ୟ କର୍ମ କରି ଦେଶକୁ ଅଶୁଚି କରିଛନ୍ତି। 28 ତୁମ୍ଭେମାନେ ଯଦି ସେହି ଘୃଣାଯୋଗ୍ୟ କର୍ମ କର, ତେବେ ଦେଶକୁ ଅଶୁଚି କରିବ। ଦେଶ ଯେପରି ତୁମ୍ଭର ପୂର୍ବବର୍ତ୍ତୀ ନିବାସୀମାନଙ୍କୁ ଉ‌ଦ୍‌ଗାର କଲା, ସେହିପରି ସେ ତୁମ୍ଭମାନଙ୍କୁ ବି ଉ‌ଦ୍‌ଗାର କରିବ। 29 ତେଣୁ ଯେଉଁମାନେ ଏହି ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବେ, ତେବେ ସେହି କର୍ମକାରୀ ପ୍ରାଣୀମାନେ ନିଜ ନିଜ ଲୋକମାନଙ୍କଠାରୁ ପୃଥକ ରହିବେ। 30 ଏଣୁ ତୁମ୍ଭେମାନେ ପୂର୍ବପରି ଘୃଣ୍ୟକର୍ମ କରି ନିଜକୁ ଅଶୁଚି କରିବ ନାହିଁ। ତୁମ୍ଭେମାନେ ଆମ୍ଭର ବ୍ୟବସ୍ଥା ପାଳନ କରିବ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”

ମାଥିଉ ଲିଖିତ ସୁସମାଗ୍ଭର 27:27-50

ପୀଲାତଙ୍କ ସୈନ୍ୟମାନେ ଯୀଶୁଙ୍କୁ ଥଟ୍ଟା କଲେ(A)

27 ତା’ପରେ ପୀଲାତଙ୍କ ସୈନ୍ୟମାନେ ଯୀଶୁଙ୍କୁ ପୀଲାତଙ୍କ ରାଜପ୍ରାସାଦ ଭିତରକୁ ନେଇଗଲେ। ସବୁ ସୈନ୍ୟମାନେ ଯୀଶୁଙ୍କ ଗ୍ଭରିପଟେ ଜମା ହୋଇଗଲେ। 28 ସୈନ୍ୟମାନେ ଯୀଶୁଙ୍କ ପୋଷାକ କାଢ଼ି ପକାଇଲେ ଓ ତାହାଙ୍କୁ ବାଇଗଣୀ ପୋଷାକଟି ପିନ୍ଧାଇ ଦେଲେ। 29 ସେମାନେ କଣ୍ଟା ଡାଳରେ ଗୋଟିଏ ମୁକୁଟ ତିଆରି କଲେ ଓ ସେହି କଣ୍ଟା ମୁକୁଟ ଯୀଶୁଙ୍କ ମୁଣ୍ଡରେ ପିନ୍ଧାଇ ଦେଲେ। ତାହାଙ୍କର ଡାହାଣ ହାତରେ ବାଡ଼ିଟି ଧରେଇ ଦେଲେ। ତା’ପରେ ତାହାଙ୍କ ଆଗରେ ଆଣ୍ଠୁମାଡ଼ି ବସିପଡ଼ି ତାହାଙ୍କୁ ଥଟ୍ଟା କଲେ। ସେମାନେ କହିଲେ, “ହେ ଯିହୂଦୀମାନଙ୍କର ରାଜା! ତୁମ୍ଭେ ଦୀର୍ଘଜୀବୀ ହୁଅ।” 30 ତା’ପରେ ସେମାନେ ତାହାଙ୍କ ମୁହଁ ଉପରକୁ ଛେପ ପକାଇଲେ ଓ ତାହାଙ୍କ ହାତରୁ ବାଡ଼ିଟି ନେଇ ସେଥିରେ ତାହାଙ୍କର ମୁଣ୍ଡକୁ ପିଟିବାକୁ ଲାଗିଲେ। 31 ତାହାଙ୍କୁ ଥଟ୍ଟା କରି ସାରିବା ପରେ ତାହାଙ୍କ ପୋଷାକ କାଢ଼ି ନେଲେ ଓ ପୁଣି ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇ କ୍ରୁଶରେ ଚଢ଼ାଇବା ପାଇଁ ନେଇଗଲେ।

ଯୀଶୁଙ୍କୁ କ୍ରୁଶରେ ହତ୍ୟା କରାଗଲା(B)

32 ସୈନ୍ୟମାନେ ଯୀଶୁଙ୍କୁ ନେଇ ନଗର ବାହାରକୁ ଯାଉଥିବା ସମୟରେ କୂରୀଣୀୟ ଶିମୋନ ନାମରେ ଜଣେ ଲୋକକୁ ଦେଖିଲେ। ସେମାନେ ସେ ଲୋକଟିକୁ ଯୀଶୁଙ୍କ ପାଇଁ କ୍ରୁଶ ବୋହି ନେବା ପାଇଁ ବାଧ୍ୟ କଲେ। 33 ସେମାନେ ଗ‌‌‌ଲ୍‌ଗଥା ନାମକ ସ୍ଥାନରେ (‘‘ଯାହାର ଅର୍ଥ କପାଳସ୍ଥାନ’’) ପହଞ୍ଚିଲେ। 34 ସେମାନେ ଯୀଶୁଙ୍କୁ ପିତ୍ତ ମିଶା ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ଯୀଶୁ ତାହାକୁ ଗ୍ଭଖିବା ପରେ ପିଇବା ପାଇଁ ମନାକଲେ।

35 ସେମାନେ ଯୀଶୁଙ୍କୁ କ୍ରୁଶରେ କଣ୍ଟା ମାରି ସାରି ତାହାଙ୍କର ପୋଷାକ ପତ୍ର ନିଜ ନିଜ ଭିତରେ ଗୁଲିବାଣ୍ଟ କରି ବାଣ୍ଟି ନେଲେ। 36 ତା’ପରେ ସୈନ୍ୟମାନେ ସେଠାରେ ଯୀଶୁଙ୍କୁ ଜଗିବା ପାଇଁ ବସିଲେ। 37 ସୈନ୍ୟମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗପତ୍ର ତିଆରି କଲେ ଓ ତାହାକୁ ତାହାଙ୍କ ମୁଣ୍ଡ ଉପରେ ଝୁଲାଇ ଦେଲେ। ସେଥିରେ ଲେଖା ଥିଲା, “ ଏ ଯିହୂଦୀମାନଙ୍କର ରାଜା ଯୀଶୁ।”

38 ସେହି ସମୟରେ ଦୁଇଜଣ ଡକାୟତଙ୍କୁ ମଧ୍ୟ ଯୀଶୁଙ୍କ ପାଖରେ କ୍ରୁଶରେ ଚଢ଼େଇ ଦିଆଗଲା। ଜଣକୁ ତାହାଙ୍କ ଡାହାଣ ପଟେ ଓ ଆର ଜଣକୁ ବାମ ପଟେ। 39 ସେହି ପାଖଦେଇ ଯାଉଥିବା ଲୋକମାନେ ଯୀଶୁଙ୍କୁ ଅପମାନ ଦେଉଥିଲେ। ସେମାନେ ସେମମାନଙ୍କ ମୁଣ୍ଡ ହଲେଇ କହୁଥିଲେ, 40 “ତୁମ୍ଭେ କହୁଥିଲ ଯେ ତୁମ୍ଭେ ମନ୍ଦିରକୁ ଭାଙ୍ଗି ଦେଇ ପାରିବ ଓ ପୁଣି ତାକୁ ତିନି ଦିନ ମଧ୍ୟରେ ତିଆରି କରିଦେଇ ପାରିବ ତେଣୁ ଏବେ ତୁମ୍ଭେ ନିଜକୁ ରକ୍ଷା କର। ତୁମ୍ଭେ ଯଦି ପ୍ରକୃତରେ ପରମେଶ୍ୱରଙ୍କ ପୁତ୍ର ତେବେ କ୍ରୁଶ ଉପରୁ ତଳକୁ ଗ୍ଭଲିଆସ।”

41 ପ୍ରଧାନଯାଜକ, ଧର୍ମଶାସ୍ତ୍ରୀ ଓ ପ୍ରାଚୀନମାନେ ମଧ୍ୟ ସେଠାରେ ଥିଲେ। ସେମାନେ ମଧ୍ୟ ଅନ୍ୟମାନଙ୍କ ଭଳି ଯୀଶୁଙ୍କୁ ଥଟ୍ଟା କରୁଥିଲେ। 42 ସେମାନେ କହୁଥିଲେ, “ସେ ଅନ୍ୟମାନଙ୍କୁ ରକ୍ଷା କରୁଥିଲେ, ଏବେ କିନ୍ତୁ ସେ ନିଜକୁ ରକ୍ଷା କରି ପାରୁ ନାହାନ୍ତି। ଲୋକେ କହନ୍ତି ଯେ, ସେ ଇସ୍ରାଏଲର ରାଜା। ଏ କଥା ଯଦି ସତ, ତେବେ ସେ ବର୍ତ୍ତମାନ କ୍ରୁଶ ଉପରୁ ତଳକୁ ଓହ୍ଲେଇ ଆସନ୍ତୁ। ତେବେ ଆମ୍ଭେ ତାହାଙ୍କୁ ବିଶ୍ୱାସ କରିବୁ। 43 ସେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରୁଥିଲେ। ଯଦି ପ୍ରକୃତରେ ପରମେଶ୍ୱର ତାହାଙ୍କୁ ଗ୍ଭହୁଁଥା’ନ୍ତି, ତେବେ ସେ ତାହାଙ୍କୁ ବର୍ତ୍ତମାନ ରକ୍ଷା କରନ୍ତୁ। ସେ ନିଜେ କହୁଥିଲେ, ‘ମୁଁ ପରମେଶ୍ୱରଙ୍କ ପୁତ୍ର।’’’ 44 ଯେଉଁ ଡକାୟତମାନଙ୍କୁ ଯୀଶୁଙ୍କ ପାଖରେ କ୍ରୁଶରେ ଚଢ଼ାଇ ଦିଆଯାଉଥିଲା, ସେମାନେ ମଧ୍ୟ ଯୀଶୁଙ୍କୁ ସେହିଭଳି ଥଟ୍ଟା କରିବାରେ ଲାଗିଲେ।

ଯୀଶୁଙ୍କ ମୃତ୍ୟୁ(C)

45 ଦ୍ୱିପ୍ରହରଠାରୁ ତିନିଟା ବାଜିବା ପର୍ଯ୍ୟନ୍ତ ସାରା ଦେଶରେ ଅନ୍ଧକାର ଘୋଟିଗଲା। 46 ପ୍ରାୟ ତିନିଟା ବେଳେ ଯୀଶୁ ଉଚ୍ଚ ସ୍ୱରରେ ଡାକିଲେ, “ଏଲି, ଏଲି, ଲାମା ସବ‌କ୍‌ଥାନୀ?” ଅର୍ଥାତ୍ “ହେ ମୋର ପରମେଶ୍ୱର, ହେ ମୋର ପରମେଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?” [a]

47 ସେଠାରେ ଠିଆହୋଇଥିବା କେତେକ ଲୋକ ଏ କଥା ଶୁଣିଲେ ଓ କହିଲେ, “ସେ ଏଲିୟଙ୍କୁ ଡାକୁଛି।”

48 ସେହିକ୍ଷଣି ସେହି ଲୋକମାନଙ୍କ ମଧ୍ୟରୁ ଜଣେ ଦୌଡ଼ିଯାଇ ସ୍ପ‌ଞ୍ଜ୍‌ଟିଏ ନେଇ ଆସିଲା। ତାକୁ ଅମ୍ଳରସରେ ବୁଡ଼ାଇ ଗୋଟିଏ ବାଡ଼ିରେ ଟାଙ୍ଗି ଯୀଶୁଙ୍କୁ ବଢ଼ାଇ ଦେଲା। 49 କିନ୍ତୁ ଅନ୍ୟମାନେ କହିଲେ, “ରୁହ, ଏଲିୟ ଆସି ତାହାଙ୍କୁ ରକ୍ଷା କରୁଛନ୍ତି କି ନାହିଁ ଏବେ ଦେଖିବା।”

50 ପୁଣି ଥରେ ଯୀଶୁ କହିଲେ ସମାପ୍ତ ହେଲା, ତା’ପରେ ସେ ପ୍ରାଣତ୍ୟାଗ କଲେ।

Oriya Bible: Easy-to-Read Version (ERV-OR)

2010 by World Bible Translation Center