Old/New Testament
ସଦାପ୍ରଭୁ ଇସ୍ରାଏଲକୁ ଆଗେଇ ନେବା ପାଇଁ ଯିହୋଶୂୟଙ୍କୁ ବାଛିଲେ
1 ମୋଶା ସଦାପ୍ରଭୁଙ୍କର ଦାସ ଥିଲେ। ନୂନର ପୁତ୍ର ଯିହୋଶୂୟ ମୋଶାଙ୍କର ପରିଗ୍ଭରକ ଥିଲେ। ମୋଶାଙ୍କର ମୃତ୍ୟୁ ପରେ, ସଦାପ୍ରଭୁ ଯିହୋଶୂୟକୁ କହିଲେ. 2 “ମୋର ସେବକ ମୋଶାର ମୃତ୍ୟୁ ହୋଇଅଛି। ବର୍ତ୍ତମାନ ତୁମ୍ଭେ ଏହି ଲୋକମାନଙ୍କୁ ନେଇ ଯର୍ଦ୍ଦନ ନଦୀ ପାର ହୋଇ ଯାଅ। ମୁଁ ଯେଉଁ ଦେଶସବୁ ଇସ୍ରାଏଲ ଲୋକମାନଙ୍କୁ ଦେବାକୁ କହିଅଛି, ତୁମ୍ଭେ ସେହି ଦେଶକୁ ଯାଅ। 3 ଯେଉଁ ଯେଉଁ ସ୍ଥାନରେ ତୁମ୍ଭର ପାଦ ପଡ଼ିବ, ସେ ସବୁ ସ୍ଥାନ ମୁଁ ମୋଶା ସହିତ କରିଥିବା ପ୍ରତିଜ୍ଞାନୁସାରେ ତୁମ୍ଭମାନଙ୍କୁ ଦେବି। 4 ହିତ୍ତୀୟମାନଙ୍କ ସମସ୍ତ ଦେଶ ସହିତ ଭୂମଧ୍ୟସାଗର ପର୍ଯ୍ୟନ୍ତ ଓ ପଶ୍ଚିମରେ ମହାନ ଫରାତ୍ ନଦୀ ପାଖର ମରୁଭୂମି ଓ ଲିବାନୋନ୍ର ସମସ୍ତ ଭୂମି ତୁମ୍ଭର ହେବ। 5 ମୁଁ ତୁମ୍ଭମାନଙ୍କ ସହିତ ରହିବି ଯେପରି ମୋଶା ସହିତ ଥିଲି। ତୁମ୍ଭେ ବଞ୍ଚିଥିବା ପର୍ଯ୍ୟନ୍ତ ତୁମ୍ଭକୁ ପ୍ରତିବାଦ କରିବାକୁ କେହି ସମର୍ଥ ହୋଇ ପାରିବେ ନାହିଁ। ମୁଁ ତୁମ୍ଭକୁ ଛାଡ଼ିବି ନାହିଁ। ମୁଁ ତୁମ୍ଭକୁ ପରିତ୍ୟାଗ କରିବି ନାହିଁ।
6 “ଯିହୋଶୂୟ, ତୁମ୍ଭେ ବଳବାନ୍ ଓ ସାହସୀ ହୁଅ। ତୁମ୍ଭେ ଏହି ଲୋକମାନଙ୍କୁ ଆଗେଇ ନିଅ, ଯେପରି କି ସେମାନେ ସେମାନଙ୍କର ଦେଶ ଅଧିକାର କରି ପାରିବେ। ମୁଁ ତାଙ୍କ ପୂର୍ବପୁରୁଷମାନଙ୍କଠାରେ ପ୍ରତିଜ୍ଞା କରିଥିଲି ଯେ, ମୁଁ ସେମାନଙ୍କୁ ସେହି ଦେଶ ଦେବି। 7 କିନ୍ତୁ ତୁମ୍ଭେ ବଳବାନ ଓ ସାହସୀ ହୁଅ। ଅନ୍ୟ କଥା ମାନିବାକୁ ତୁମ୍ଭେ ନିଶ୍ଚିତ ମୋର ଦାସ ମୋଶାଙ୍କର ଆଦେଶ ପାଳନ କରିବ। ଯଦି ତୁମ୍ଭେ ତାଙ୍କର ଉପଦେଶ ଠିକ୍ ଭାବରେ ପାଳନ କରିବ, ତେବେ ତୁମ୍ଭେ ଯେଉଁ କର୍ମ କରିବ ସେଥିରେ ଉତ୍ତୀର୍ଣ୍ଣ ହେବ। 8 ସର୍ବଦା ଏହି ବ୍ୟବସ୍ଥା ପୁସ୍ତକ ତୁମ୍ଭ ସମ୍ମୁଖରୁ ବିଚଳିତ ନ ହେଉ। ଦିନରାତି ଏହି ନିୟମ ପୁସ୍ତକକୁ ପଠନ କର। ତେବେ ତୁମ୍ଭେ ନିଶ୍ଚିତ ହୋଇ ପାରିବ। ଏହି ନିୟମକୁ ପାଳନ କର, ଯାହା ଏହି ପୁସ୍ତକରେ ଲେଖା ହୋଇ ଅଛି। ଯଦି ତୁମ୍ଭେ ଏପରି କର, ତେବେ ତୁମ୍ଭେ ବୁଦ୍ଧିମାନ ଓ ପ୍ରତ୍ୟେକ କାର୍ଯ୍ୟରେ କୃତକାର୍ଯ୍ୟ ହେବ, ଯାହା ତୁମ୍ଭେ କରିବ। 9 ମନେରଖ, ମୁଁ ତୁମ୍ଭକୁ ସାହସୀ ଓ ଶକ୍ତିଶାଳୀ ହେବା ପାଇଁ ନିର୍ଦ୍ଦେଶ ଦେଇଅଛି। ତେଣୁ ତୁମ୍ଭେ ଭୟଭୀତ କିଅବା ହତାଶ ହୁଅ ନାହିଁ, କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”
ଯିହୋଶୂୟ ଆଦେଶ ଦେଲେ
10 ତେଣୁ ଯିହୋଶୂୟ ଲୋକମାନଙ୍କ ଅଧ୍ୟକ୍ଷମାନଙ୍କୁ ଆଜ୍ଞା ଦେଇ କହିଲେ, 11 “ଛାଉଣି ମଧ୍ୟଦେଇ ଯାଅ ଓ ଲୋକମାନଙ୍କୁ କୁହ, ‘ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଯଥେଷ୍ଟ ସାମଗ୍ରୀ ପ୍ରସ୍ତୁତ କର। ତିନି ଦିନ ମଧ୍ୟରେ ଆମ୍ଭକୁ ଯର୍ଦ୍ଦନ ନଦୀ ପାର ହୋଇଯିବାକୁ ହେବ। ଆମ୍ଭେମାନେ ଯିବୁ ଏବଂ ସେହି ଦେଶ ଅଧିକାର କରିବୁ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଦେଇଛନ୍ତି।’”
12 ତା’ପରେ ଯିହୋଶୂୟ ରୁବେନୀୟ ଗୋଷ୍ଠୀବର୍ଗଙ୍କୁ ଓ ଗାଦୀୟ ଏବଂ ମିନଃଶିର ଅର୍ଦ୍ଧ ଗୋଷ୍ଠୀବର୍ଗଙ୍କୁ କହିଲେ, 13 “ମନେରଖ, ସଦାପ୍ରଭୁଙ୍କର ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଇଥିଲେ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଏକ ବିଶ୍ରାମ ସ୍ଥାନ ଦେବେ। ସେ ତୁମ୍ଭମାନଙ୍କୁ ଏହି ଦେଶ ଦେବେ। 14 ତୁମ୍ଭର ସ୍ତ୍ରୀ ଏବଂ ପିଲାମାନେ ଯର୍ଦ୍ଦନର ପୂର୍ବ ଦିଗସ୍ଥ ଭୂମିରେ ବାସ କରିବେ, ଯାହା ସଦାପ୍ରଭୁ ତୁମ୍ଭକୁ ଦେଇଛନ୍ତି। ସେମାନେ ସେଠାରେ ସେମାନଙ୍କର ଗୋରୁଗାଈ ସହିତ ବାସ କରିବେ। କିନ୍ତୁ ତୁମ୍ଭର ଶକ୍ତିଶାଳୀ ଯୋଦ୍ଧାଗଣ ତୁମ୍ଭମାନଙ୍କର ଭାତୃଗଣ ସହିତ ଅସ୍ତ୍ରରେ ସୁସଜ୍ଜିତ ହୋଇ ଯର୍ଦ୍ଦନ ନଦୀ ପାର ହେବା ଉଚିତ୍। ତୁମ୍ଭେ ସେମାନଙ୍କୁ ସେମାନଙ୍କ ଭୂମି ଫେରାଇବା ପାଇଁ କରୁଥିବା ଯୁଦ୍ଧରେ ସାହାଯ୍ୟ କରିବା ଉଚିତ୍। 15 ସଦାପ୍ରଭୁ ତୁମ୍ଭକୁ ବିଶ୍ରାମ କରିବା ପାଇଁ ଏକ ବିଶ୍ରାମ ସ୍ଥାନ ଦେଇଛନ୍ତି। ଏବଂ ତୁମ୍ଭମାନଙ୍କ ଭାଇମାନଙ୍କ ପାଇଁ ସେ ତାହା କରିବେ, କିନ୍ତୁ ତୁମ୍ଭେ ସେମାନଙ୍କୁ ସାହାଯ୍ୟ କରିବ, ସେମାନେ ସ୍ଥାନ ଅଧିକାର କରିବା ପର୍ଯ୍ୟନ୍ତ, ଯାହାକି ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ଦେଇଛନ୍ତି। ତା’ପରେ ତୁମ୍ଭେ ଯର୍ଦ୍ଦନର ପୂର୍ବରେ ଅବସ୍ଥିତ ତୁମ୍ଭର ସ୍ୱଦେଶକୁ ଫେରି ଆସିବ। ଯାହାକି ସଦାପ୍ରଭୁଙ୍କର ଦାସ ମୋଶା ତୁମ୍ଭକୁ ଦେଇଛନ୍ତି।”
16 ତା’ପରେ ଯିହୋଶୂୟଙ୍କୁ ଉତ୍ତର ଦେଇ ଲୋକମାନେ କହିଲେ, “ତୁମ୍ଭେ ଆମ୍ଭକୁ ଯେଉଁ ଆଦେଶ ଦେଇଅଛ, ଆମ୍ଭେ ତାହା ପାଳନ କରିବୁ। ତୁମ୍ଭେ ଯେଉଁଠାକୁ କହିବ, ଆମ୍ଭେ ଯିବୁ। 17 ଆମ୍ଭେମାନେ ତୁମ୍ଭଙ୍କୁ ମାନିବୁ, ଯେପରି ଆମ୍ଭେ ମୋଶାଙ୍କୁ ମାନିଥିଲୁ। କିନ୍ତୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ସହିତ ରୁହନ୍ତୁ ଯେପରି ମୋଶାଙ୍କ ସହିତ ଥିଲେ। 18 ସେଥିପାଇଁ ଯଦି କୌଣସି ଲୋକ ତୁମ୍ଭଙ୍କୁ ଅବମାନନା କରେ ଅବା କୌଣସି ଲୋକ ତୁମ୍ଭର ବିରୁଦ୍ଧାଚରଣ କରେ, ସେ ଲୋକକୁ ହତ୍ୟା କରାଯିବ। ତେଣୁ ସାହସୀ ଓ ଶକ୍ତିଶାଳୀ ହୁଅ।”
ଯିରୀହୋ ନଗରରେ ଗୁପ୍ତଚରଗଣ
2 ନୂନର ପୁତ୍ର ଯିହୋଶୂୟ ଏବଂ ସମସ୍ତ ଲୋକ ଆକାସିଆରେ ଛାଉଣି ସ୍ଥାପନ କଲେ। ଯିହୋଶୂୟ ଦୁଇଜଣ ଗୁପ୍ତଚରଙ୍କୁ ପଠାଇଲେ, କୌଣସି ଲୋକ ଏ କଥା ଜାଣି ନ ଥିଲେ, ସେ ଏମାନଙ୍କୁ ଗୋପନରେ ପଠାଇ ଥିଲେ। ଯିହୋଶୂୟ ଦୁଇ ଜଣଙ୍କୁ କହିଲେ, “ଯାଅ, ବିଶେଷତଃ ଯିରୀହୋ ନଗର ନିରୀକ୍ଷଣ କର।”
ତେଣୁ ସେମାନେ ଯିରୀହୋ ନଗରକୁ ଗଲେ, ସେମାନେ ଯାଇ ଏକ ବ୍ୟଭିଗ୍ଭରିଣୀ ଗୃହରେ ରହିଲେ। ସେହି ବ୍ୟଭିଗ୍ଭରିଣୀର ନାମ ରାହାବ ଥିଲା।
2 କେହି ଲୋକ ଯିରୀହୋର ରାଜାଙ୍କୁ ଏ କଥା ଜଣାଇଲା, “ଗତ ରାତ୍ରିରେ ଇସ୍ରାଏଲର କେତେକ ଲୋକ ଆମ୍ଭ ଦେଶର ଦୁର୍ବଳତା ଖୋଜିବା ପାଇଁ ଏହି ସ୍ଥାନକୁ ଆସିଲେ।”
3 ତେଣୁ ଯିରୀହୋର ରାଜା ଏହି ବାର୍ତ୍ତା ରାହାବ ନିକଟକୁ ପଠାଇଲେ, “ଯେଉଁ ଲୋକମାନେ ଆସି ତୁମ୍ଭ ଗୃହରେ ପ୍ରବେଶ କରିଛନ୍ତି, ସେମାନଙ୍କୁ ବାହାର କରି ଆଣ। ଯେହେତୁ ସେମାନେ ସମସ୍ତେ ଦେଶ ଅନୁସନ୍ଧାନରେ ଆସିଛନ୍ତି।”
4 ଏଥିରେ ସେ ସ୍ତ୍ରୀଲୋକ ସେହି ଦୁଇ ଜଣଙ୍କୁ ଲୁଗ୍ଭଇ ରଖିଲା। କିନ୍ତୁ ସ୍ତ୍ରୀଲୋକଟି କହିଲା, “ହଁ, ଦୁଇ ଜଣ ଲୋକ ମୋ’ ପାଖକୁ ଆସିଥିଲେ, କିନ୍ତୁ ସେମାନେ କେଉଁଠାରୁ ଆସିଥିଲେ ମୁଁ ଜାଣି ପାରିଲି ନାହିଁ। 5 ସନ୍ଧ୍ୟା ସମୟରେ ଯେତେବେଳେ ଆମ୍ଭର ଫାଟକ ବନ୍ଦ କରିବା ସମୟ ହେଲା, ସେହି ଲୋକମାନେ ଏ ସ୍ଥାନ ପରିତ୍ୟାଗ କରି ଗ୍ଭଲିଗଲେ। ମୁଁ ଜାଣେ ନାହିଁ ସେମାନେ କେଉଁଠାକୁ ଗଲେ। କିନ୍ତୁ ତୁମ୍ଭେ ଯଦି ଶୀଘ୍ର ସେମାନଙ୍କୁ ଅନୁଧାବନ କର, ତେବେ ତୁମ୍ଭେ ସେମାନଙ୍କୁ ନିଶ୍ଚୟ ଧରି ପାରିବ।” 6 ରାହାବ ଏହିସବୁ କଥା ସେମାନଙ୍କୁ କହିଲା, କିନ୍ତୁ ବାସ୍ତବରେ ସେ ସେମାନଙ୍କୁ ଛାତ ଉପରେ ଛଣ କାଠିଗଦା ଭିତରେ ଲୁଗ୍ଭଇ ରଖିଥିଲା।
7 ତେଣୁ ସେହି ଲୋକମାନେ ଗୁପ୍ତଚର ପଛରେ ଗୋଡ଼ାଇ ଗୋଡ଼ାଇ ଯର୍ଦ୍ଦନ ବାଟରେ ଘାଟ ପର୍ଯ୍ୟନ୍ତ ଧାଇଁଲେ। ପୁଣି ଗୁପ୍ତଚରମାନଙ୍କୁ ଗୋଡ଼ାଇବା ଲୋକେ ବାହାରି ଯିବା କ୍ଷଣେ ନଗରବାସୀଗଣ ନଗରଦ୍ୱାର ବନ୍ଦ କଲେ।
8 ସେମାନେ ରାତ୍ରିଶୟନ ପାଇଁ ପ୍ରସ୍ତୁତ ହେବା ସମୟରେ ରାହାବ ଗୁପ୍ତଚରମାନଙ୍କ ପାଖକୁ ଛାତ ଉପରକୁ ଯାଇ କହିଲା, 9 “ମୁଁ ଜାଣେ, ସଦାପ୍ରଭୁ ଏହି ଦେଶକୁ ତୁମ୍ଭ ଲୋକମାନଙ୍କୁ ଦେଇଛନ୍ତି ଏବଂ ତୁମ୍ଭେମାନେ ଆମ୍ଭଙ୍କୁ ଭୟ ଜନ୍ମାଉଅଛ, ଏହି ସକାଶେ ଏହି ଦେଶ ନିବାସୀ ସମସ୍ତେ ତୁମ୍ଭମାନଙ୍କୁ ଭୟ କରିଛନ୍ତି। 10 ଆମ୍ଭେମାନେ ଭୟ କରୁଅଛୁ କାରଣ ଆମ୍ଭେ ଶୁଣିଛୁ ସଦାପ୍ରଭୁ କିପରି ଭାବରେ ତୁମ୍ଭମାନଙ୍କୁ ସାହାଯ୍ୟ କରିଛନ୍ତି। ଆମ୍ଭେ ଜାଣୁ ତୁମ୍ଭେ ମିଶରରୁ ବାହାରି ଆସିବା ବାଟରେ ସେ କିପରି ଲୋହିତ ସାଗରକୁ ଶୁଖାଇ ଦେଲେ। ଆମ୍ଭେ ଆହୁରି ଜାଣୁ ତୁମ୍ଭେ କିପରି ଯର୍ଦ୍ଦନ ପୂର୍ବ ପାରିସ୍ଥ ସୀହୋନ ଓ ଓଗ୍ ନାମକ ଦୁଇଜଣ ଇମୋରୀୟ ରାଜାଙ୍କୁ ବିନାଶ କରିଅଛ। 11 ଆମ୍ଭେମାନେ ଏହିପରି ମର୍ମନ୍ତୁକ କଥାମାନ ଶୁଣି ଅତ୍ୟନ୍ତ ଭୟଭୀତ ହୋଇ ଯାଇଛୁ ଏବଂ କେହି ତୁମ୍ଭ ବିପକ୍ଷରେ ଯୁଦ୍ଧ କରିବା ପାଇଁ ସାହସ କରୁ ନାହାନ୍ତି? କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଉପରିସ୍ଥ ସ୍ୱର୍ଗର ଓ ନୀଚସ୍ଥ ପୃଥିବୀର ପରମେଶ୍ୱର ଅଟନ୍ତି। 12 ଏଣୁ ମୁଁ ଗ୍ଭହେଁ, ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କର। ମୁଁ ତୁମ୍ଭମାନଙ୍କ ପ୍ରତି ଦୟା ଦେଖାଇଅଛି। ଏଥିପାଇଁ ତୁମ୍ଭେମାନେ ମଧ୍ୟ ମୋର ପରିବାର ପାଇଁ ଦୟା ଦେଖାଇବ। ଏ ବିଷୟରେ ମୋତେ ଏକ ସତ୍ୟ ଚିହ୍ନ ଦିଅ। 13 ମୋତେ କୁହ ଯେ ତୁମ୍ଭେ ମୋର ପରିବାରବର୍ଗକୁ ବଞ୍ଚାଇ ରଖିବ। ମୋର ପିତା, ମାତା, ଭାଇମାନଙ୍କୁ, ଭଉଣୀମାନଙ୍କୁ ଏବଂ ତାଙ୍କର ସମସ୍ତ ପରିବାରବର୍ଗଙ୍କୁ ରକ୍ଷା କରିବ। ଦୟାକରି ଆମ୍ଭମାନଙ୍କ ଜୀବନକୁ ମୃତ୍ୟୁମୁଖରୁ ରକ୍ଷା କରିବ ବୋଲି ପ୍ରତିଜ୍ଞା କର।”
14 ସେମାନେ ଏଥିରେ ସମ୍ମତ ହେଲେ ଓ କହିଲେ, “ତୁମ୍ଭେ ଯେବେ ଆମ୍ଭେମାନେ ଯାହା କରୁଛୁ ପ୍ରକାଶ ନ କରିବ, ତେବେ ଆମ୍ଭମାନଙ୍କର ପ୍ରାଣ ବଦଳରେ ତୁମ୍ଭମାନଙ୍କର ପ୍ରାଣ ରକ୍ଷା କରିବୁ। ଆଉ ଯେତେବେଳେ ସଦାପ୍ରଭୁ ଆମ୍ଭମାନଙ୍କୁ ଏ ଦେଶ ଦେବେ, ଆମ୍ଭେ ତୁମ୍ଭ ପ୍ରତି ଦୟା ଓ ବିଶ୍ୱସ୍ତତା ପ୍ରଦର୍ଶନ କରିବୁ।”
15 ସେହି ସ୍ତ୍ରୀଲୋକଟିର ଘର ନଗରର ପ୍ରାଚୀର ଉପରେ ଥିଲା। ଏହା ପ୍ରାଚୀରର ଏକ ଅଂଶ ଥିଲା। ତେଣୁ ସ୍ତ୍ରୀଲୋକଟି ଏକ ଦଉଡ଼ି ସାହାଯ୍ୟରେ ଝରକା ଦେଇ ଏ ଲୋକମାନଙ୍କୁ ଖସି ଯିବାକୁ ସାହାଯ୍ୟ କଲା। 16 ତା’ପରେ ସେ ସ୍ତ୍ରୀଲୋକଟି କହିଲା, “ପର୍ବତମୟ ଦେଶ ମଧ୍ୟକୁ ଯାଅ ରାଜାଙ୍କର ଲୋକମାନେ ହଠାତ୍ ତୁମ୍ଭକୁ ପାଇବାକୁ ସକ୍ଷମ ହେବେ ନାହିଁ। ସେଠାରେ ତିନି ଦିନ ଲୁଚି ରୁହ, ଯେତେବେଳେ ରାଜାଙ୍କର ଲୋକମାନେ ଫେରି ଆସିବେ ତୁମ୍ଭେମାନେ ତୁମ୍ଭ ବାଟରେ ଗ୍ଭଲିଯିବ।”
17 ସେମାନେ ସ୍ତ୍ରୀଲୋକଟିକୁ କହିଲେ, “ଆମ୍ଭେ ତୁମ୍ଭକୁ କଥା ଦେଇଛୁ। ଗୋଟିଏ କାମ କର ନଚେତ୍ ଆମ୍ଭେ ଆପଣା ପ୍ରତିଜ୍ଞାରୁ ମୁକ୍ତ ହୋଇ ପାରିବୁ। 18 ତୁମ୍ଭେ ଯେଉଁ ଝରକା ଦେଇ ଆମ୍ଭମାନଙ୍କୁ ରକ୍ଷା କରିଛ, ଆମ୍ଭେମାନେ ଏ ଦେଶକୁ ଆସିବା ବେଳେ ତୁମ୍ଭେ ସେହି ଝରକାରେ ଏହି ନାଲିଧଡ଼ି ଫିତା ବାନ୍ଧି ରଖିଥିବ। ପୁଣି ତୁମ୍ଭେ ଆପଣା ପିତା, ଆପଣା ମାତା, ଭାଇମାନଙ୍କୁ ଓ ଆପଣା ପିତୃକୂଳ ସମସ୍ତଙ୍କୁ ତୁମ୍ଭର ନିକଟରେ ଏକତ୍ର କରିବ। 19 ଆମ୍ଭେ ସମସ୍ତଙ୍କୁ ସୁରକ୍ଷା ଦେବୁ, ଯେଉଁମାନେ କି ତୁମ୍ଭ ନିକଟରେ ଥିବେ। ଯଦି ତୁମ୍ଭ ସ୍ୱଗୃହରେ କେହି ଆଘାତ ପାଏ। ସେଥିପାଇଁ ଆମ୍ଭେ ଦାୟୀ ରହିବୁ। ଯଦି କୌଣସି ଲୋକ ତୁମ୍ଭର ଗୃହ ବାହାରକୁ ଯାଏ, ତାକୁ ହୁଏତ ହତ୍ୟା କରାଯିବ। ଆମ୍ଭେମାନେ ସେ ଲୋକର ମୃତ୍ୟୁ ପାଇଁ ଦାୟୀ ହେବୁ ନାହିଁ। ଏହା ତା’ର ନିଜର ଭୁଲ ହେବ। 20 ଏହି ଚୁକ୍ତି ଆମ୍ଭେ ତୁମ୍ଭ ସହିତ କରୁଅଛୁ। ଆମ୍ଭେ ଯାହା କରିଅଛୁ, ଯଦି ତୁମ୍ଭେ ଏହା କାହା ଆଗରେ ପ୍ରକାଶ କର, ତେବେ ଆମ୍ଭେ ଏ ଚୁକ୍ତିରୁ ବିରତ ହେବୁ।”
21 ସେ ସ୍ତ୍ରୀଲୋକଟି ଉତ୍ତର ଦେଇ କହିଲା, “ତୁମ୍ଭେ ଯାହା କହିଲ ମୁଁ ଠିକ୍ ସେହିପରି କରିବି।” ସ୍ତ୍ରୀଲୋକଟି ସେମାନଙ୍କୁ ବିଦାୟ ଦେଲା, ତା’ପରେ ସେ ଲୋକମାନେ ସ୍ଥାନ ପରିତ୍ୟାଗ କଲେ। ତା’ପରେ ସେହି ସ୍ତ୍ରୀଲୋକ ଜଣକ ସେହି ନାଲି ଧଡ଼ି ଫିତାଟିକୁ ସେହି ଝରକାରେ ବାନ୍ଧି ରଖିଲା।
22 ସେହି ଲୋକମାନେ ସେ ସ୍ଥାନ ପରିତ୍ୟାଗ କରି ପର୍ବତରେ ପହଞ୍ଚିଲେ। ସେମାନେ ସେଠାରେ ତିନି ଦିନ ରହିଲେ, ରାଜାଙ୍କର ଲୋକମାନେ ସେମାନଙ୍କୁ ଗ୍ଭରିଆଡ଼େ ଖୋଜା ଖୋଜି କଲେ। ତିନି ଦିନ ପରେ, ରାଜାଙ୍କ ଲୋକମାନେ ଖୋଜିବା ବନ୍ଦ କରି ନିଜ ସହରକୁ ପ୍ରତ୍ୟାବର୍ତ୍ତନ କଲେ। 23 ସେହି ଦୁଇଜଣ ଲୋକ ପର୍ବତରୁ ଓହ୍ଲାଇ ନଦୀ ପାର ହୋଇ ନୂନର ପୁତ୍ର ଯିହୋଶୂୟଙ୍କ ନିକଟକୁ ଫେରି ଆସିଲେ। ଯାହାସବୁ ଘଟିଥିଲା, ସେମାନେ ତାହା ବର୍ଣ୍ଣନା କଲେ। 24 ସେମାନେ ଯିହୋଶୂୟଙ୍କୁ କହିଲେ, “ସଦାପ୍ରଭୁ ବାସ୍ତବରେ ଆମ୍ଭକୁ ସମସ୍ତ ଦେଶ ଦାନ କରିଛନ୍ତି। ସେହି ଦେଶରେ ସମସ୍ତ ଲୋକ ଆମ୍ଭକୁ ଭୟ କରୁଛନ୍ତି।”
ଯର୍ଦ୍ଦନ ନଦୀରେ ଅଲୌକିକ ଘଟଣା ଘଟିଲା
3 ପ୍ରତ୍ୟୁଷରୁ ଯିହୋଶୂୟ ଓ ଇସ୍ରାଏଲର ସମସ୍ତ ଲୋକମାନେ ଆକାସିଆ ସହର ପରିତ୍ୟାଗ କରି ଯର୍ଦ୍ଦନ ନଦୀ କୂଳକୁ ଯାତ୍ରା କଲେ। ସେମାନେ ନଦୀ ପାର ହୋଇଯିବା ପର୍ଯ୍ୟନ୍ତ ସେହି ନଦୀ କୂଳରେ ଛାଉଣି କଲେ। 2 ତିନି ଦିନ ପରେ ଅଧ୍ୟକ୍ଷମାନେ ଛାଉଣି ମଧ୍ୟଦେଇ ଗଲେ। 3 ନେତୃବର୍ଗଗଣ ଲୋକମାନଙ୍କୁ ନିର୍ଦ୍ଦେଶ ଦେଲେ, “ଯେତେବେଳେ ଲେବୀୟ ଯାଜକମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ନିୟମ-ସିନ୍ଦୁକକୁ ନେଇ ଯିବେ, ତୁମ୍ଭେମାନେ ସମସ୍ତେ ସେମାନଙ୍କୁ ଅନୁସରଣ କରିବା ଉଚିତ୍। 4 କିନ୍ତୁ ତୁମ୍ଭେମାନେ ନିଶ୍ଚିତ ସେମାନଙ୍କର ଅଧିକ ନିକଟବର୍ତ୍ତୀ ହେବ ନାହିଁ। ତାଙ୍କ ପଛରେ 2000 ହାତ ପର୍ଯ୍ୟନ୍ତ ତୁମ୍ଭ ଓ ନିୟମ-ସିନ୍ଦୁକ ମଧ୍ୟରେ ବ୍ୟବଧାନରେ ରହିବ। ତୁମ୍ଭେ ଏ ବାଟ ଦେଇ ଆଗରୁ ଯାଇ ନାହଁ। କିନ୍ତୁ ଯଦି ତୁମ୍ଭେ ସେମାନଙ୍କୁ ଅନୁସରଣ କର, ତେବେ ତୁମ୍ଭେମାନେ ଜାଣି ପାରିବ ଯେ, ତୁମ୍ଭେମାନେ କେଉଁ ରାସ୍ତାରେ ଯିବା ଉଚିତ୍।”
5 ତା’ପରେ ଯିହୋଶୂୟ ତାଙ୍କର ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ନିଜକୁ ପବିତ୍ର କର। ଆସନ୍ତା କାଲି ସଦାପ୍ରଭୁ ତୁମ୍ଭମାନଙ୍କ ଆଗରେ ଆଶ୍ଚର୍ଯ୍ୟ କାର୍ଯ୍ୟ କରିବେ।”
6 ତା’ପରେ ଯିହୋଶୂୟ ଯାଜକମାନଙ୍କୁ କହିଲେ, “ନିୟମ-ସିନ୍ଦୁକ ଉଠାଅ ଏବଂ ଲୋକମାନଙ୍କର ସମ୍ମୁଖରେ ନଦୀ ମଧ୍ୟରେ ଏହା ବହି ନିଅ।” ତେଣୁ ଯାଜକମାନେ ନିୟମ-ସିନ୍ଦୁକ ବହନ କରି ଲୋକମାନଙ୍କର ଆଗେ ଆଗେ ଗ୍ଭଲିଲେ।
7 ତା’ପରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଆଜି ମୁଁ ତୁମ୍ଭକୁ ସମୁଦାୟ ଇସ୍ରାଏଲ ସମ୍ମୁଖରେ ତୁମ୍ଭକୁ ସମ୍ଭ୍ରାନ୍ତ କରିବାକୁ ଆରମ୍ଭ କରିବି। ଏଥିରେ ଲୋକମାନେ ଜାଣିବେ ଯେ ମୁଁ ଯେପରି ମୋଶାଙ୍କ ସହିତ ଥିଲି, ତୁମ୍ଭ ସହିତ ସେହିପରି ଅଛି। 8 ନିୟମ-ସିନ୍ଦୁକ ବାହକ ଯାଜକମାନଙ୍କୁ କୁହ, ‘ପାଣିରେ ପଶିବା ପୂର୍ବରୁ ଯର୍ଦ୍ଦନ ନଦୀ କୂଳରେ ଠିଆ ହୋଇ ରୁହ।’”
9 ତା’ପରେ ଯିହୋଶୂୟ ଇସ୍ରାଏଲର ଲୋକମାନଙ୍କୁ କହିଲେ, “ଏହିଠାକୁ ଆସ ଓ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର କଥାମାନ ଶୁଣ। 10 ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ସହିତ ଅଛନ୍ତି ଏହା ଦ୍ୱାରା ତୁମ୍ଭେମାନେ ଜାଣି ପାରିବ। ସେ କିଣାନୀୟ, ହିତ୍ତୀୟ, ହିବ୍ବୀୟ, ପିରିଷୀୟ, ଗିର୍ଗାଶୀୟ, ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ, ସେହି ଭୂମିରୁ ନିଶ୍ଚିତ ତଡ଼ି ଦେବେ। 11 ଏହା ଏକ ପ୍ରମାଣ। ସମଗ୍ର ଜଗତର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନକୁ ପାର ହୋଇ ତୁମ୍ଭମାନଙ୍କ ଆଗରେ ଯାଉଅଛି, ଯେହେତୁ ତୁମ୍ଭେମାନେ ଯର୍ଦ୍ଦନ ନଦୀ ପାର ହେଉଅଛ। 12 ବର୍ତ୍ତମାନ ତୁମ୍ଭେ ବାର ଜଣ ଲୋକଙ୍କୁ ବାଛ। ତୁମ୍ଭେମାନେ ଇସ୍ରାଏଲର ବାର ପରିବାରରୁ ଜଣ ଜଣ କରି ବାର ଜଣଙ୍କୁ ବାଛ। 13 ଯେତେବେଳେ ଯାଜକଗଣ ସମଗ୍ର ଜଗତର ସଦାପ୍ରଭୁଙ୍କର ନିୟମ-ସିନ୍ଦୁକ ବହନ କରି ଯର୍ଦ୍ଦନ ନଦୀରେ ପ୍ରବେଶ କରିବେ, ଯର୍ଦ୍ଦନର ପ୍ରବାହ ବନ୍ଦ ହୋଇଯିବ। ଯର୍ଦ୍ଦନର ପାଣିସବୁ ରୋକିବ ଓ ଗୋଟିଏ ରାଶି ହୋଇ ସ୍ଥଗିତ ରହିବ।”
14 ଯେତେବେଳେ ଲୋକମାନେ ଛାଉଣି ପକାଇଥିବା ସ୍ଥାନରୁ ଯର୍ଦ୍ଦନ ନଦୀ ପାର ହେବା ପାଇଁ ଯାତ୍ରା ଆରମ୍ଭ କଲେ, ଯାଜକମାନେ ଲୋକମାନଙ୍କ ଆଗେ ଆଗେ ନିୟମ-ସିନ୍ଦୁକ ବହି ନେଉଥିଲେ। 15 ଯଦିଓ ଶସ୍ୟଅମଳ ସମୟରେ ଯର୍ଦ୍ଦନ ନଦୀ ସର୍ବଦା କୂଳ ଲଙ୍ଘନ କରୁଥାଏ, ଯାଜକମାନେ ନଦୀ ଶଯ୍ୟାରେ ପ୍ରବେଶ କଲା ମାତ୍ରେ ହଠାତ୍ ତା’ର ପ୍ରବାହ ବନ୍ଦ ହୋଇଗଲା। 16 ତା’ପରେ ଉପରୁ ବହୁଥିବା ଜଳ ପ୍ରବାହ ହଠାତ୍ ସର୍ତ୍ତନ ସହର ନିକଟବର୍ତ୍ତୀ ଆଦମ୍ ପର୍ଯ୍ୟନ୍ତ ବନ୍ଦ ହୋଇଗଲା ଓ ଗୋଟିଏ ରାଶିରେ ପରିଣତ ହୋଇ ସ୍ଥଗିତ ହେଲା। ଏବଂ ମୃତ ସମୁଦ୍ରକୁ ଯାଉଥିବା ନିମ୍ନଗାମୀ ଜଳସ୍ରୋତ ବନ୍ଦ ହୋଇଗଲା। ଇତ୍ୟବସରେ ଲୋକମାନେ ଯିରୀହୋ ନିକଟରେ ଯର୍ଦ୍ଦନ ନଦୀ ପାର ହେଲେ। 17 ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ନେଇ ଯାଉଥିବା ଯାଜକଗଣ ଦୃଢ଼ ଭାବରେ ଯର୍ଦ୍ଦନ ନଦୀର ମଝିରେ ଅଟକି ଗଲେ, ଯେପର୍ଯ୍ୟନ୍ତ ଇସ୍ରାଏଲର ସମସ୍ତ ଲୋକ ଶୁଖିଲା ଭୂମିରେ ନଦୀ ପାର ହୋଇ ନାହାନ୍ତି।
ଯୀଶୁ ମୃତ୍ୟୁରୁ ପୁନରୁତ୍ଥିତ ହେଲେ(A)
16 ବିଶ୍ରାମ ଦିବସର ପରଦିନ ମଗ୍ଦଲୀନୀ ମରିୟମ, ଯାକୁବଙ୍କ ମା ମରିୟମ ଓ ଶଲୋମୀ, ଯୀଶୁଙ୍କ ଶରୀରକୁ ଅଭିଷିକ୍ତ କରିବା ପାଇଁ କିଛି ସୁଗନ୍ଧିତ ତେଲ ଆଣିଲେ। 2 ସପ୍ତାହର ସେହି ପ୍ରଥମ ଦିନ ଖୁବ୍ ଶୀଘ୍ର ଠିକ୍ ସୂର୍ଯ୍ୟୋଦୟ ପରେ ପରେ ସେମାନେ କବର ପାଖକୁ ଗଲେ। 3 ସେମାନେ ନିଜ ନିଜ ଭିତରେ କୁହା କୁହି ହେଲେ, “କବର ମୁହଁକୁ ଗୋଟିଏ ବିରାଟ ପଥର ଦ୍ୱାରା ବନ୍ଦ କରି ଦିଆ ହୋଇଛି। ପଥରଟିକୁ ଆମ୍ଭ ପାଇଁ କିଏ ସେଠାରୁ ଗଡ଼େଇ ଦେବ?”
4 ତା’ପରେ ସେମାନେ ସେ ଆଡ଼କୁ ଗ୍ଭହିଁଲେ। ସେମାନେ ଦେଖିଲେ ଯେ, ସେହି ବଡ଼ ପଥରଟି ସେଠାରୁ ଘୁଞ୍ଚା ଯାଇଛି। 5 ସେମାନେ କବର ଭିତରକୁ ଗଲେ। ସେଠାରେ ସେମାନେ ଧଳା ପୋଷାକ ପିନ୍ଧିଥିବା ଜଣେ ଯୁବକକୁ ଦେଖିଲେ। ସେ ସମାଧିର ଡାହାଣ ପଟେ ବସି ରହିଥିଲେ। ସେମାନେ ଡରିଗଲେ।
6 କିନ୍ତୁ ଯୁବକ ଜଣକ କହିଲେ, “ଭୟ କର ନାହିଁ। ତୁମ୍ଭେମାନେ କ୍ରୁଶବିଦ୍ଧ ନାଜରିତର ଯୀଶୁଙ୍କୁ ଖୋଜୁଛ। ସେ ମୃତ୍ୟୁରୁ ପୁନରୁତ୍ଥିତ ହୋଇଛନ୍ତି। ସେ ଏଠାରେ ନାହାନ୍ତି। ଦେଖ, ସେମାନେ ତାହାଙ୍କୁ ଏହି ସ୍ଥାନରେ ରଖିଥିଲେ। 7 ଏବେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଏବଂ ପିତରଙ୍କୁ କୁହ ଯେ, ତୁମ୍ଭମାନଙ୍କ ପୂର୍ବରୁ ଯୀଶୁ ଗାଲିଲୀକୁ ଯାଉଛନ୍ତି। ସେ ତୁମ୍ଭକୁ ପୂର୍ବରୁ ଯେଉଁଭଳି କହିଥିଲେ, ତୁମ୍ଭେମାନେ ତାହାଙ୍କୁ ସେହିଭଳି ସେଠାରେ ଦେଖିବ।”
8 ସେହି ସ୍ତ୍ରୀଲୋକମାନେ ଭୟ ପାଇ ଯାଇଥିଲେ ଏବଂ ବିସ୍ମୟରେ ଅଭିଭୂତ ହୋଇ ଯାଉଥିଲେ। ସେମାନେ କବରରୁ ବାହାରି ଦୌଡ଼ି ପଳାଇଲେ, କିନ୍ତୁ ଭୟଭୀତ ହୋଇ ଯାଇଥିବାରୁ ଏସବୁ ଘଟଣା କାହାରିକୁ କହିଲେ ନାହିଁ।
କେତେକ ପୁରୁଣା ଗ୍ରୀକ୍ ପ୍ରତିରେ ପଦସଂଖ୍ୟା ଆଠରେ ହିଁ ମାର୍କ ଲିଖିତ ସୁସମାଗ୍ଭର ସମାପ୍ତ ହୋଇଛି।
କେତେକ ଶିଷ୍ୟ ଯୀଶୁଙ୍କୁ ଦେଖିଲେ(B)
9 ସପ୍ତାହର ପ୍ରଥମ ଦିନର ବଡ଼ି ସକାଳୁ ଯୀଶୁ ମୃତ୍ୟୁରୁ ପୁନରୁତ୍ଥିତ ହେଲେ। ସର୍ବ ପ୍ରଥମେ ସେ ମଗ୍ଦଲୀନୀ ମରିୟମଙ୍କ ନିକଟରେ ନିଜକୁ ଦେଖା ଦେଲେ। ଅତୀତରେ ଥରେ ଯୀଶୁ ଏହି ମରିୟମଙ୍କଠାରୁ ସାତୋଟି ଭୂତଙ୍କୁ ତଡ଼ି ଦେଇଥିଲେ। 10 ମରିୟମ ଯୀଶୁଙ୍କୁ ଦେଖି ସାରିବା ପରେ ତାହାଙ୍କ ଶିଷ୍ୟମାନଙ୍କ ପାଖକୁ ଯାଇ ଏ ବିଷୟ କହିଲେ। ସେତେବେଳକୁ ଶିଷ୍ୟମାନେ ଶୋକରେ ବୁଡ଼ି ଯାଇଥିଲେ ଓ ବିଳାପ କରୁଥିଲେ। 11 ମରିୟମ ସେମାନଙ୍କୁ କହିଲେ ଯେ, ଯୀଶୁ ଜୀବିତ ଅଛନ୍ତି ଏବଂ ସେ ନିଜେ ଯୀଶୁଙ୍କୁ ଦେଖିଛନ୍ତି। କିନ୍ତୁ ଶିଷ୍ୟମାନେ ସେମାନଙ୍କ କଥାରେ ବିଶ୍ୱାସ କଲେ ନାହିଁ।
12 ଏହା ପରେ ଦୁଇଜଣ ଶିଷ୍ୟ ପଡ଼ିଆ ମଧ୍ୟରେ ଯାଉଥିବା ସମୟରେ ଯୀଶୁ ସେମାନଙ୍କ ନିକଟରେ ଅନ୍ୟ ଏକ ରୂପରେ ଦେଖା ଦେଲେ। 13 ଏହି ଶିଷ୍ୟ ଦୁଇଜଣ ଫେରି ଆସି ଅନ୍ୟ ଶିଷ୍ୟମାନଙ୍କୁ ଏ କଥା ଜଣାଇଲେ। ତଥାପି ଶିଷ୍ୟମାନେ ତାହାଙ୍କ କଥାକୁ ମଧ୍ୟ ବିଶ୍ୱାସ କଲେ ନାହିଁ।
ପ୍ରେରିତମାନଙ୍କ ସହିତ ଯୀଶୁଙ୍କ କଥାବାର୍ତ୍ତା(C)
14 ପରେ ଯେତେବେଳେ ଏଗାର ଜଣ ପ୍ରେରିତ ଖାଉଥିଲେ, ସେତିକିବେଳେ ଯୀଶୁ ସେମାନଙ୍କୁ ଦେଖା ଦେଲେ। ସେ ସେମାନଙ୍କୁ ସେମାନଙ୍କର ଅବିଶ୍ୱାସ ଓ ମନର ଜଡ଼ତା ପାଇଁ ସମାଲୋଚନା କଲେ। କାରଣ ଯେଉଁମାନେ ଯୀଶୁଙ୍କୁ ମୃତ୍ୟୁରୁ ପୁନରୁତ୍ଥାନ ହୋଇଛନ୍ତି ବୋଲି ଦେଖିଥିଲେ, ସେମାନଙ୍କୁ ଏହି ଶିଷ୍ୟମାନେ ବିଶ୍ୱାସ କରି ନ ଥିଲେ।
15 ଯୀଶୁ ସେମାନଙ୍କୁ କହିଲେ, “ପୃଥିବୀର ଗ୍ଭରିଆଡ଼କୁ ଯାଅ। ପ୍ରତ୍ୟେକ ଲୋକକୁ ସୁସମାଗ୍ଭର ଶୁଣାଅ। 16 ଯେଉଁ ଲୋକ ବିଶ୍ୱାସ କରିବ ଓ ବାପ୍ତିଜିତ ହେବ, ସେ ଉଦ୍ଧାର ପାଇବ। କିନ୍ତୁ ଯେଉଁ ଲୋକ ଅବିଶ୍ୱାସ କରିବ, ସେ ଦୋଷୀ ସାବ୍ୟସ୍ତ ହେବ। 17 ଯେଉଁମାନେ ମୋତେ ବିଶ୍ୱାସ କରିବେ, ସେମାନେ ତା’ର ପ୍ରମାଣ ସ୍ୱରୂପ ଏହିସବୁ କାମ କରିବାକୁ ସକ୍ଷମ ହେବେ: ସେମାନେ ଲୋକମାନଙ୍କଠାରୁ ମୋ’ ନାମରେ ଭୂତମାନଙ୍କୁ ବାହାର କରି ଦେଇ ପାରିବେ। କେବେ ହେଲେ ଶିଖି ନ ଥିବା ନୂଆ ନୂଆ ଅନେକ ଭଷାରେ କଥାବାର୍ତ୍ତା କରିବେ। 18 ସେମାନେ ନିଜ ହାତରେ ସାପକୁ ଧରିବେ କିନ୍ତୁ ସେମାନଙ୍କର କିଛି ହେଲେ କ୍ଷତି ହେବ ନାହିଁ। ସେମାନେ ବିଷ ମଧ୍ୟ ପିଇ ଦେବେ, କିନ୍ତୁ ସେମାନଙ୍କର କିଛି ହେଲେ କ୍ଷତି ହେବ ନାହିଁ। ଏ ଲୋକମାନେ ରୋଗୀମାନଙ୍କ ଉପରେ ହାତ ରଖିବେ ଏବଂ ରୋଗୀମାନେ ଭଲ ହୋଇଯିବେ।”
ଯୀଶୁଙ୍କ ସ୍ୱର୍ଗାରୋହଣ(D)
19 ପ୍ରଭୁ ଯୀଶୁ ଏହିସବୁ କଥା ପ୍ରେରିତମାନଙ୍କୁ କହି ସାରିବା ପରେ ତାହାଙ୍କୁ ସ୍ୱର୍ଗକୁ ନିଆଗଲା। ସେ ପରମେଶ୍ୱରଙ୍କ ଡାହାଣ ପଟେ ବସିଲେ। 20 ତା’ପରେ ପ୍ରେରିତମାନେ ପୃଥିବୀର ପ୍ରତ୍ୟେକ ସ୍ଥାନକୁ ଯାଇ ଲୋକମାନଙ୍କୁ ସୁସମାଗ୍ଭରର ଉପଦେଶ ଦେଲେ ଏବଂ ପ୍ରଭୁ ସେମାନଙ୍କୁ ସାହାଯ୍ୟ କଲେ। ପ୍ରଭୁ ପ୍ରମାଣିତ କରିଦେଲେ ଯେ, ପ୍ରେରିତମାନେ ଯେଉଁ ସୁସମାଗ୍ଭର ପ୍ରଗ୍ଭର କରୁଥିଲେ ତାହା ସତ୍ୟ। ପ୍ରଭୁ ସେମାନଙ୍କୁ ଆଶ୍ଚର୍ଯ୍ୟକାର୍ଯ୍ୟ କରିବା ପାଇଁ ଶକ୍ତି ପ୍ରଦାନ କରି ଏହା ପ୍ରମାଣିତ କରିଦେଲେ।
2010 by World Bible Translation Center