Print Page Options
Previous Prev Day Next DayNext

Old/New Testament

Each day includes a passage from both the Old Testament and New Testament.
Duration: 365 days
Oriya Bible: Easy-to-Read Version (ERV-OR)
Version
ବିଗ୍ଭରକର୍ତ୍ତାମାନଙ୍କ ବିବରଣ 16-18

ଶା‌ମ୍‌ଶୋନ୍ ଘସା ନଗରକୁ ଗଲେ

16 ଦିନେ ଶା‌ମ୍‌ଶୋନ୍ ଘସାରେ ଥିବା ଏକ ବେଶ୍ୟା ପାଖକୁ ଗଲେ। ସେ ତା’ର ସହିତ ରାତ୍ରିଯାପନ କରିବା ପାଇଁ ସେଠାକୁ ଯାଇଥିଲେ। କେହି ଜଣେ ଘସୀୟ ଲୋକମାନଙ୍କୁ କହିଲେ ଯେ, “ଶା‌ମ୍‌ଶୋନ୍ ସେହି ସ୍ଥାନକୁ ଯାଇଥିଲେ।” ସେମାନେ ଶା‌ମ୍‌ଶୋ‌ନଙ୍କୁ ହତ୍ୟା କରିବାକୁ ଗ୍ଭହିଁଲେ। ତେଣୁ ସେମାନେ ସେ ସହରକୁ ଘେରି ଗଲେ। ସେମାନେ ରାତ୍ରି ତମାମ ଚୁ‌ପ୍‌ଗ୍ଭପ୍ ନଗର ଫାଟକ ନିକଟରେ ଲୁଚି ରହିଲେ। ସେମାନେ ପରସ୍ପର କୁହାକୁହି ହେଲେ, “ସକାଳ ହେଲେ ଆମେ ଶା‌ମ୍‌ଶୋ‌ନଙ୍କୁ ହତ୍ୟା କରିବା।”

କିନ୍ତୁ ଶା‌ମ୍‌ଶୋନ୍ ସେ ବେଶ୍ୟା ପାଖରେ ମଧ୍ୟରାତ୍ରି ପର୍ଯ୍ୟନ୍ତ ରହିଲେ ଓ ମଧ୍ୟରାତ୍ରିରେ ନଗର ଫାଟକ ଭାଙ୍ଗି ବାହାରି ଆସିଲେ। ସେ ସେଗୁଡ଼ିକୁ କାନ୍ଥରୁ ଓ ଦୁଇ ବାଜୁବନ୍ଧରୁ ଉପାଡ଼ି ପକାଇଲେ। ସେ ଫାଟକର ଦୁଇଟି ଖମ୍ବକୁ ତା’ର ବାଜୁବନ୍ଧକୁ ହିବ୍ରୋଣ ପର୍ବତ ପାଖକୁ ନେଇଗଲେ।

ଶା‌ମ୍‌ଶୋନ୍ ଓ ଦଲୀଲା

ଏହା ପରେ ଶା‌ମ୍‌ଶୋନ୍ ଦଲୀଲା ନାମକ ଏକ ସ୍ତ୍ରୀଲୋକର ପ୍ରେମରେ ପଡ଼ିଗଲେ। ଯେ କି ଥିଲା ସୋରେକ୍ ଉପତ୍ୟକାର ଜଣେ ସ୍ତ୍ରୀଲୋକ।

ତେଣୁ ପଲେଷ୍ଟୀୟ ନେତୃବର୍ଗମାନେ ସେହି ସ୍ତ୍ରୀ ନିକଟକୁ ଆସି ତାହାକୁ କହିଲେ, “ଆମ୍ଭେ ଜାଣିବାକୁ ଗ୍ଭହୁଁ ସେ କେଉଁଠାରୁ ବଳ ପାଉଛି, ତୁମ୍ଭେ ଚତୁରତାର ସହ ତାଙ୍କ ପାଖରୁ ଏହି ଗୁପ୍ତ ରହସ୍ୟ ଆଦାୟ କର। ଆମ୍ଭେ ଜାଣିବାକୁ ଗ୍ଭହୁଁ, ତାକୁ କିପରି କାବୁ କରି ହେବ। ଯାହାଫଳରେ ଆମ୍ଭେ ଯେକୌଣସି ପ୍ରକାରେ ବନ୍ଦୀ କରି ପାରିବୁ। ଯଦି ତୁମ୍ଭେ ଏହା କରି ପାରିବ ତେବେ ତୁମ୍ଭକୁ ଆମ୍ଭେ ପ୍ରତ୍ୟେକ 1100 ଲେଖାଏଁ ରୌପ୍ୟ ମୁଦ୍ରା ଦେବୁ।”

ତେଣୁ ଦଲୀଲା ଶା‌ମ୍‌ଶୋ‌ନଙ୍କୁ କହିଲା, “ଦୟାକରି କୁହ କିଏ ତୁମ୍ଭକୁ ଶକ୍ତିଶାଳୀ କରୁଛି, କିପରି ଭାବରେ ଜଣେ ବ୍ୟକ୍ତି ତୁମ୍ଭକୁ ବାନ୍ଧି ପାରିବ?”

ଶା‌ମ୍‌ଶୋନ୍ ଉତ୍ତର ଦେଇ କହିଲେ, “ଯାହା କେବେ ଶୁଷ୍କ ହୋଇ ନାହିଁ। ଏପରି ସାତୋଟା କଞ୍ଚାତନ୍ତୁରେ ଯେବେ ସେମାନେ ମୋତେ ବାନ୍ଧିବେ। ତେବେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକପରି ହୋଇ ଯିବି।”

ଏହା ପରେ ପଲେଷ୍ଟୀୟ ଅଧିପତିମାନେ ଅଶୁଷ୍କ ସାତୋଟା କଞ୍ଚାତନ୍ତ ଆଣି ସେହି ସ୍ତ୍ରୀଲୋକଟିକୁ ଦେଲେ। ସେଥିରେ ସେ ଶା‌ମ୍‌ଶୋ‌ନଙ୍କୁ ବାନ୍ଧିଲା। ସେ ସମୟରେ କେତେକ ଲୋକ ପରବର୍ତ୍ତୀ କୋଠରୀରେ ଲୁଚି ରହିଲେ। ତେଣୁ ସେ ସେମାନଙ୍କୁ କହିଲା, “ଶା‌ମ୍‌ଶୋନ୍! ବର୍ତ୍ତମାନ ପଲେଷ୍ଟୀୟମାନେ ତୁମ୍ଭ ପାଖକୁ ଆସିଛନ୍ତି!” କିନ୍ତୁ ଶା‌ମ୍‌ଶୋନ୍ ଅନାୟାସରେ ଧନୁର ଗୁଣକୁ ଛିଣ୍ତାଇ ଦେଲେ। ଅଗ୍ନି ଝାସ ପାଇଥିବା ଦଉଡ଼ି ପରି ଛିଣ୍ତିଗଲା। ଏହିପରି ସେମାନେ ତାଙ୍କର ବଳର ଗୁପ୍ତ ରହସ୍ୟ ଜାଣି ପାରିଲେ ନାହିଁ।

10 ଏହା ପରେ ଦଲୀଲା ଶା‌ମ୍‌ଶୋ‌ନଙ୍କୁ କହିଲା, “ତୁମ୍ଭେ ମୋତେ ବୋକା ବନେଇଲ ଓ ମିଥ୍ୟା କହିଲ। ଏବେ ତୁମ୍ଭେ କେଉଁଥିରେ ବନ୍ଧାଯାଇପାର କୁହ।”

11 ତହିଁରେ ସେ ତାକୁ କହିଲେ, “ଯେଉଁ ରଜ୍ଜୁରେ କୌଣସି କର୍ମ କରାଯାଇ ନାହିଁ। ଏପରି ନୂତନ ରଜ୍ଜୁରେ ମୋତେ ବାନ୍ଧିଲେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକଙ୍କ ପରି ହୋଇଯିବି।”

12 ତେଣୁ ଦଲୀଲା ନୂତନ ରଜ୍ଜୁ ନେଇ ତାହାଙ୍କୁ ବାନ୍ଧିଲା। ସେତେବେଳେ ଅକ୍ତିଆର କରିବାକୁ ଉତ୍କଣ୍ଠିତ ଲୋକମାନେ ପରବର୍ତ୍ତୀ କୋଠରୀରେ ଲୁଚି ରହିଥିଲେ। ତା’ପରେ ସେ କହିଲା, “ଶା‌ମ୍‌ଶୋନ୍ ପଲେଷ୍ଟୀୟମାନେ ତୁମ୍ଭ ନିମନ୍ତେ ଆସିଛନ୍ତି।” କିନ୍ତୁ ସେ ଖଣ୍ଡେ ସୂତାପରି ନିଜର ବାହୁ ଉପରେ ଥିବା ରଜ୍ଜୁ ସବୁକୁ ଛିଣ୍ତାଇ ପକାଇଲେ।

13 ଏହା ପରେ ଦଲୀଲା ଶା‌ମ୍‌ଶୋ‌ନଙ୍କୁ କହିଲେ, “ତୁମ୍ଭେ ପୁନର୍ବାର ମୋତେ ନିର୍ବୋଧ ବନେଇଲ ଓ ମିଛ କହିଲ! ତୁମ୍ଭେ କାହିଁରେ ବନ୍ଧାଯାଇପାର, ମୋତେ କୁହ।”

ତହିଁରେ ସେ ତାକୁ କହିଲେ, “ଯେବେ ତୁମ୍ଭେ ବୁଣା ଯାଉଥିବା ସୂତାରେ ମୋର ମସ୍ତକର ସାତ ବେଣୀ ବୁଣିବ ଏବଂ ଏହାକୁ ଏକ ଖିଲରେ ଜୋ‌ର୍‌ରେ ବାନ୍ଧିବ, ତେବେ ମୁଁ ସାଧାରଣ ମଣିଷପରି ଦୁର୍ବଳ ହୋଇଯିବି।”

14 ଶା‌ମ୍‌ଶୋନ୍ ଶୋଇଥିବା ବେଳେ ସେ ତାଙ୍କର ବାଳକୁ ଗୋଟିଏ ସୂତା ବାହାର କରି ସାତୋଟି ବେଣୀ କଲା ଏବଂ ଗୋଟିଏ ତମ୍ବୁ ଖିଲରେ ବାନ୍ଧି ଦେଲା ଏବଂ ତା’ପରେ ସେ ତାଙ୍କୁ କହିଲା, “ଶା‌ମ୍‌ଶୋନ୍ ପଲେଷ୍ଟୀୟମାନେ ତୁମ୍ଭ ନିମନ୍ତେ ଆସିଛନ୍ତି।” ତେଣୁ ସେ ଖିଲକୁ, ସୂତାକୁ ଓ ତନ୍ତୁକୁ ଉପାଡ଼ି ପକାଇଲେ।

15 ଏହା ପରେ ଦଲୀଲା ଶା‌ମ୍‌ଶୋ‌ନଙ୍କୁ କହିଲା, “ତୁମ୍ଭେ ପୁଣି ଥରେ ମୋତେ ମିଛ କହିଲ, ତୁମ୍ଭେ କିପରି କହି ପାରୁଛ, ‘ମୁଁ ତୁମ୍ଭକୁ ଭଲ ପାଏ,’ ଯେହେତୁ ତୁମ୍ଭେ ମୋତେ ବିଶ୍ୱାସ କରୁ ନାହଁ? ତୁମ୍ଭର ମହାବଳ କେଉଁଥିରେ ଅଛି ମୋତେ କହି ନାହଁ। ତୁମ୍ଭେ ମୋତେ ତିନିଥରଯାକ ବୋକା ବନାଇଲ।” 16 ଦିନପରେ ଦିନ ସେ ଶା‌ମ୍‌ଶୋ‌ନଙ୍କୁ ଏତେ ତିରସ୍କାର କଲା ଓ ଗ୍ଭପ ପକାଇଲା ଯେ, ସେ ଏତେ ବିତୃଷ୍ଣା ହୋଇଗଲେ ଯେ, ନିଜେ ମରିଗଲେ ବୋଲି ସେ ଅନୁଭବ କଲେ। 17 ଶେଷରେ ଶା‌ମ୍‌ଶୋନ୍ ସମସ୍ତ ଗୁପ୍ତକଥା ତାକୁ ଜଣାଇଲେ। ସେ ତାକୁ କହିଲେ, “ମୁଁ ଜନ୍ମ ପୂର୍ବରୁ ସଦାପ୍ରଭୁଙ୍କୁ ସମର୍ପଣ ହୋଇଥିଲି। ମୁଁ ମୋର ବାଳ କେବେ କାଟି ନ ଥିଲି। ଯଦି କୌଣସି ଲୋକ ମୋର ମୁଣ୍ଡର ବାଳ କାଟି ସଫା କରିଦିଏ, ତେବେ ମୁଁ ମୋର ସମସ୍ତ ଶକ୍ତି ହରାଇବି ଓ ସାଧାରଣ ଲୋକଙ୍କ ପରି ହୋଇଯିବି।”

18 ଦଲୀଲା ଦେଖିଲା ଶା‌ମ୍‌ଶୋନ୍ ତାକୁ ସମସ୍ତ ଗୁପ୍ତ କଥା ଜଣାଇ ଦେଲେ। ତେଣୁ ସେ ପଲେଷ୍ଟୀୟ ନେତୃବର୍ଗମାନଙ୍କୁ ଜଣାଇ ଦେଲା। ସେ କହିଲା, “ଏହି ଥର ଆସ, କାରଣ ଶା‌ମ୍‌ଶୋନ୍ ମୋତେ ତାଙ୍କର ସମସ୍ତ ରହସ୍ୟ କହିଦେଇଛନ୍ତି।” ତେଣୁ ନେତୃବର୍ଗ ଦଲୀଲା ନିକଟକୁ ଆସିଲେ ଏବଂ ମୁଦ୍ରା ଆଣିଲେ।

19 ଦଲୀଲା ତାଙ୍କୁ ନିଜର କୋଳରେ ଶୁଆଇ ଦେଲା ଏବଂ ତା’ପରେ ତାଙ୍କର ସାତୋଟି ବେଣୀକୁ କ୍ଷୌର କରିବା ପାଇଁ, ଭିତରେ ଥିବା ଲୋକଟିକୁ ସେ ଡାକିଲା। ତା’ପରେ ଆଉ ଜଣେ ଲୋକ ଡକାଇ ତା’ର ମୁଣ୍ଡରୁ ସାତବେଣୀ କଟାଇଲା। ଏହିପରି ସେ ଶା‌ମ୍‌ଶୋ‌ନଙ୍କୁ କଷ୍ଟ ଦେବାକୁ ଆରମ୍ଭ କଲା ଓ ଶା‌ମ୍‌ଶୋ‌ନ୍‌ର ସାମର୍ଥ୍ୟ ଗ୍ଭଲିଗଲା। 20 ଏହା ପରେ ଦଲୀଲା ଶା‌ମ୍‌ଶୋ‌ନଙ୍କୁ କହିଲା, “ଶା‌ମ୍‌ଶୋନ୍ ପଲେଷ୍ଟୀୟମାନେ ତୁମ୍ଭ ପାଇଁ ଆସିଛନ୍ତି।” ସେ ଉଠିଲା ଏବଂ ଚିନ୍ତା କଲା, “ମୁଁ ନିଜକୁ ମୁକ୍ତ କରିବି ଓ ପୂର୍ବଥର ପରି ତାଙ୍କ ପାଖରୁ ଖସି ପଳାଇବି।” କିନ୍ତୁ ଶା‌ମ୍‌ଶୋନ୍ ଜାଣି ନ ଥିଲେ ଯେ ସଦାପ୍ରଭୁ ତାଙ୍କ ନିକଟରୁ ଦୂରେଇ ଯାଇଥିଲେ।

21 ପଲେଷ୍ଟୀୟ ଲୋକମାନେ ଶା‌ମ୍‌ଶୋ‌ନଙ୍କୁ ଅକ୍ତିଆର କଲେ। ସେମାନେ ତାଙ୍କର ଆଖିକୁ ଉପାଡ଼ି ଦେଲେ। ପୁଣି ତାଙ୍କୁ ଘସାକୁ ଆଣି ପିତ୍ତଳ ବେଢ଼ିରେ ବାନ୍ଧିଲେ। ଆଉ ସେ କାରାଗାରରେ ଚକି ପେଶିଲେ। 22 କିନ୍ତୁ ଶା‌ମ୍‌ଶୋ‌ନଙ୍କର ବାଳ ପୁନର୍ବାର ବଢ଼ିବାକୁ ଲାଗିଲା।

23 ପଲେଷ୍ଟୀୟମାନେ ଏକତ୍ରିତ ହୋଇ ଜୟଲାଭ ଉତ୍ସବ ପାଳନ କଲେ। ସେମାନେ ସେମାନଙ୍କର ଦାଗୋନ୍ ଦେବତା ଉଦ୍ଦେଶ୍ୟରେ ବଳିଦାନ ଉତ୍ସର୍ଗ କଲେ। ସେମାନେ କହିଲେ, “ଶା‌ମ୍‌ଶୋ‌ନଙ୍କୁ ପରାସ୍ତ କରିବା ପାଇଁ, ଆମ୍ଭମାନଙ୍କର ଦେବତା ଆମ୍ଭମାନଙ୍କୁ ସାହାଯ୍ୟ କଲେ। ଯେ କି ଆମ୍ଭର ଶତ୍ରୁ ଥିଲା।” 24 ଯେତେବେଳେ ପଲେଷ୍ଟୀୟ ଲୋକମାନେ ଶା‌ମ୍‌ଶୋ‌ନଙ୍କୁ ଦେଖିଲେ ସେମାନେ ତାଙ୍କର ଦେବତାର ପ୍ରଶଂସା ଗାନ କଲେ। ସେମାନେ କହିଲେ,

“ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କୁ
    ଆମ୍ଭର ଶତ୍ରୁକୁ ଅକ୍ତିଆର କରିବାରେ ସାହାଯ୍ୟ କଲେ।
ଏହି ଲୋକ ଆମ୍ଭର ଦେଶକୁ ଧ୍ୱଂସ କରିଥିଲା।
    ଏହି ଲୋକ ଆମ୍ଭର ଅନେକ ଲୋକମାନଙ୍କୁ ହତ୍ୟା କରିଥିଲା।”

25 ଅତି ଆନନ୍ଦିତ ହୋଇ ସେମାନେ କହିଲେ, “ଶା‌ମ୍‌ଶୋ‌ନଙ୍କୁ ତା’ର କୋଠରୀରୁ ଆଣ, ସେ ଆମ୍ଭମାନଙ୍କ ସମ୍ମୁଖରେ କୌତୁକ କରିବ।” ତେଣୁ ସେମାନେ ଶା‌ମ୍‌ଶୋ‌ନଙ୍କୁ ଗାରାଗାରରୁ ବାହାରକୁ ଆଣିଲେ। ସେ ସେମାନଙ୍କ ଆଗରେ କୌତୁକ କଲେ ଓ ସେମାନେ ତା’ର ପରିହାସ କଲେ। ଆଉ ସେମାନେ ତାକୁ ଦାଗୋନ୍ ମନ୍ଦିରର ଦୁଇ ସ୍ତମ୍ଭ ମଧ୍ୟରେ ଠିଆ କରାଇଲେ। 26 ଜଣେ ସେବକ ଶା‌ମ୍‌ଶୋ‌ନ୍‌ର ହାତ ଧରିଥିଲା। ଶା‌ମ୍‌ଶୋନ୍ ସେବକଙ୍କୁ କହିଲେ, “ମୋତେ ତୁମ୍ଭେ ମନ୍ଦିରର ମଝିଖୁଣ୍ଟି ନିକଟରେ ଛାଡ଼ ମୁଁ ସେହି ମନ୍ଦିରକୁ ଧରିଥିବା ସ୍ତମ୍ଭକୁ ଅନୁଭବ କରି ପାରିବି, ମୁଁ ସେଗୁଡ଼ିକ ଉପରେ ଆଉଜିବି।”

27 ସେହି ମନ୍ଦିର ନରନାରୀମାନଙ୍କ ସହିତ ଭରପୁର ଥିଲା। ପଲେଷ୍ଟୀୟମାନଙ୍କର ସମସ୍ତ ଅଧିପତି ସେଠାରେ ଉପସ୍ଥିତ ଥିଲେ। ମନ୍ଦିରର ଛାତ ଉପରେ ପ୍ରାୟ ନରନାରୀ ତିନି ହଜାର ଛିଡ଼ା ହୋଇଗଲେ। ସେମାନେ ଶା‌ମ୍‌ଶୋ‌ନଙ୍କୁ ଉପହାସ କରୁଥିଲେ। 28 ଏହା ପରେ ଶା‌ମ୍‌ଶୋନ୍ ସଦାପ୍ରଭୁଙ୍କ ନିକଟରେ ଏହା କହି ପ୍ରାର୍ଥନା କଲେ, “ହେ ସର୍ବଶକ୍ତିମାନ ସଦାପ୍ରଭୁ! ମୋତେ ଭୁଲି ଯାଅ ନାହିଁ। ପ୍ରଭୁ, ଦୟାକରି ମୋତେ ଆଉଥରେ ଶକ୍ତି ପ୍ରଦାନ କର। ଯାହାଫଳରେ ମୁଁ ପଲେଷ୍ଟୀୟମାନଙ୍କୁ ଦଣ୍ତ ଦେଇ ପାରିବି ଏବଂ ଏକ ମୁଷ୍ଟିଘାତରେ ସେମାନଙ୍କଠାରୁ ପ୍ରତିଶୋଧ ନେବି। ଯେଉଁମାନେ ମୋର ଦୁଇ ଆଖି ଉପାଡ଼ି ଦେଇଛନ୍ତି।” 29 ମନ୍ଦିର ମଧ୍ୟସ୍ଥ ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ଭରାଥିଲା, ଶା‌ମ୍‌ଶୋନ୍ ତହିଁରେ ଗୋଟିକୁ ଡାହାଣ ହାତରେ ଓ ଅନ୍ୟଟିକୁ ବାମ ହାତରେ ଧରି ତା’ଉପରେ ଆଉଜି ପଡ଼ିଲେ। 30 ପୁଣି ଶା‌ମ୍‌ଶୋନ୍ କହିଲେ, “ପଲେଷ୍ଟୀୟମାନଙ୍କ ସହିତ ମୋର ପ୍ରାଣ ଯାଉ।” ଏହାକହି ସେ ସ୍ତମ୍ଭଗୁଡ଼ିକ ତାଙ୍କର ସମସ୍ତବଳ ଖଟାଇ ପେଲି ଦେଲେ। ଛାତଟି ପଡ଼ିଗଲା ଓ ସେଠାରେ ଏକତ୍ରିତ ହୋଇଥିବା ସମସ୍ତ ଲୋକ ମୃତ୍ୟୁବରଣ କଲେ। ଏହିପରି ତାଙ୍କର ଜୀବନ କାଳରେ ହତ୍ୟା କରିଥିବା ଲୋକମାନଙ୍କର ସଂଖ୍ୟା ଅପେକ୍ଷା ତାଙ୍କର ମରଣ କାଳରେ ହତ୍ୟା କରିଥିବା ଲୋକମାନଙ୍କର ସଂଖ୍ୟା ଅଧିକ ଥିଲା।

31 ଏହା ପରେ ତାଙ୍କର ଭାତୃଗଣ ଓ ପିତୃଗୃହସ୍ଥ ପରିବାର ଆସିଲେ ଓ ତାଙ୍କର ମୃତ ଶରୀରକୁ ନେଇଗଲେ। ସେମାନେ ତାଙ୍କୁ ତାଙ୍କର ପିତାଙ୍କର କବର ସ୍ଥାନରେ କବର ଦେଲେ, ଯେଉଁଟାକି ସରିୟର ଓ ଇଷ୍ଟାୟୋଲର ମଧ୍ୟସ୍ଥାନରେ। ସେ କୋଡ଼ିଏ ବର୍ଷ ଧରି ଇସ୍ରାଏଲମାନଙ୍କର ବିଗ୍ଭରକ ଥିଲେ।

ମୀଖାର ପ୍ରତିମାଗୁଡ଼ିକ

17 ମୀଖା ନାମକ ଜଣେ ବ୍ୟକ୍ତି ଇଫ୍ରୟିମ ପର୍ବତମୟ ଦେଶରେ ବାସ କରୁଥିଲା। ମୀଖା ତା’ର ମା’କୁ କହିଲା, “ତୁମ୍ଭର ମନେ ଅଛି କି ଥରେ ତୁମ୍ଭର 1100 ଖଣ୍ତ ରୂପା ଗ୍ଭେରି ହୋଇଥିଲା ଏବଂ ତୁମ୍ଭେ ଶାପ ଦେଉଥିବାର ମୁଁ ଶୁଣିଲି। ସେହି ରୂପା ମୋ’ ପାଖରେ ଅଛି, ମୁଁ ଏହା ଦେଖିଲି।”

ତା’ର ମା ତାକୁ କହିଲା, “ସଦାପ୍ରଭୁ ତୁମ୍ଭର ମଙ୍ଗଳ କରନ୍ତୁ ମୋର ପୁତ୍ର।”

ମୀଖା ସେହି 1100 ଖଣ୍ତ ରୂପା ତା’ର ମା’କୁ ଫେରାଇ ଦେଲା। ଏହା ପରେ ତା’ର ମା ତାକୁ କହିଲେ, “ମୁଁ ସେହି ରୂପା ସଦାପ୍ରଭୁଙ୍କ ନିମନ୍ତେ ଏକ ବିଶେଷ ଉପହାର ରୂପେ ଅର୍ପଣ କରିବି। ମୁଁ ଏହା ମୋର ପୁତ୍ରକୁ ଦେବି, ଯାହାଫଳରେ ସେ ଏକ ମୂର୍ତ୍ତି କରି ତାକୁ ରୂପା ଆଚ୍ଛାଦନ କରି ପାରିବ। ଏଣୁ ଏବେ ମୁଁ ତାହା ତୁମ୍ଭକୁ ଫେରାଇ ଦେବି।”

କିନ୍ତୁ ମୀଖା ସେହି ରୂପା ଖଣ୍ଡକୁ ତା’ର ମାକୁ ଫେରାଇ ଦେଲା। ତା’ର ମା ଦୁଇଶହ ଖଣ୍ତ ରୂପା ସୁନାରିକୁ ଦିଅନ୍ତେ ସେ ଗୋଟିଏ ଢଳା ପ୍ରତିମା ବନାଇଲା ଓ ତାହା ମୀଖାର ଗୃହରେ ରହିଲା। ମୀଖାର ଏକ ମନ୍ଦିର ଥିଲା ଓ ସେ ଏକ ଏଫୋଦ ତିଆରି କଲା, ତାଙ୍କର ଅନେକ ମୂର୍ତ୍ତିଗୁଡ଼ିକ ଥିଲା। ସେ ଆପଣା ପୁତ୍ରମାନଙ୍କ ମଧ୍ୟରୁ ଜଣଙ୍କୁ ଯାଜକ ରୂପେ ନିଯୁକ୍ତ କଲା। ସେ ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲେ। ତେଣୁ ଯାହା ଦୃଷ୍ଟିରେ ଯାହା ଭଲ ଲାଗିଲା, ସେ ତାହା କଲା।

ସେଠାରେ ଜଣେ ଲେବୀୟ ଯୁବକ ଯିହୁଦାର ବୈ‌ଥ୍‌ଲେହମର ଥିଲା। ସେ ଯିହୁଦାର ପରିବାରବର୍ଗରେ ବାସ କରି ଆସୁଥିଲା। ସେ ଯେଉଁଠାରେ ସ୍ଥାନ ପାଇ ପାରେ, ସେଠାରେ ପ୍ରବାସ କରିବା ନିମନ୍ତେ ନଗରରୁ, ଅର୍ଥାତ୍ ବୈ‌ଥ୍‌ଲେହମ୍ ଯିହୁଦାରୁ ପ୍ରସ୍ଥାନ କଲା ଓ ସେ ଯାଉ ଯାଉ ଇଫ୍ରୟିମ ଦେଶସ୍ଥ ଏହି ମୀଖାର ଗୃହ ସରିକି ଆସିଲା। ତହିଁରେ ମୀଖା ତାହାକୁ ପଗ୍ଭରିଲା, “ତୁମ୍ଭେ କେଉଁଠାରୁ ଆସିଲ?”

ସେ ଉତ୍ତର କରି କହିଲା, “ମୁଁ ବୈ‌ଥ୍‌ଲେହମ୍ ଯିହୁଦାର ଏକ ଲେବୀୟ ଲୋକ। ମୁଁ ବାସ କରିବାକୁ ଗୋଟିଏ ସ୍ଥାନ ଖୋଜୁଛି।”

10 ମୀଖା କହିଲା, “ମୋ’ ସଙ୍ଗେ ତୁମେ ବାସ କର। ମୋର ପିତା ଓ ଯାଜକ ହୁଅ। ତହିଁରେ ମୁଁ ତୁମ୍ଭକୁ ବାର୍ଷିକ ଦଶଖଣ୍ତ ରୂପା, ଖାଦ୍ୟ ଓ ବସ୍ତ୍ର ଦେବି।” ମୀଖା ଯାହା କହିଲା, ସେହି ଲେବୀୟ ତାହା କଲା।

ତହିଁରେ ସେ ଲେବୀୟ ଲୋକ ଗଲା। 11 ଏହା ପରେ ସେହି ଲେବୀୟ ଲୋକ ତାଙ୍କ ସହିତ ବାସ କରିବା ପାଇଁ ସମ୍ମତ ହେଲା। ଆଉ ସେ ଯୁବା ଲୋକ ତାହାର ଗୋଟିଏ ପୁତ୍ର ପରି ହେଲା। 12 ଏହା ପରେ ମୀଖା ଦ୍ୱାରା ଯାଜକ ଭାବରେ ନିଯୁକ୍ତ ହୋଇ ସେହି ଯୁବା ଲୋକ ମୀଖାର ଗୃହରେ ରହିଲା। 13 ତା’ପରେ ମୀଖା କହିଲା, “ବର୍ତ୍ତମାନ ମୁଁ ଜାଣେ ଏବେ ସଦାପ୍ରଭୁ ମୋହର ମଙ୍ଗଳ କରିବେ, କାରଣ ଜଣେ ଲେବୀୟ ପରିବାରବର୍ଗ ମୋର ଯାଜକ ହେଲା।”

ଦାନ୍ ଲୟିଶ ନଗରକୁ କରଗତ କଲେ

18 ସେହି ସମୟରେ ଇସ୍ରାଏଲ ମଧ୍ୟରେ ରାଜା ନ ଥିଲେ। ସେହି ସମୟରେ ଦାନ୍ ପରିବାରବର୍ଗର ବସତି ନିମନ୍ତେ ଭୂଖଣ୍ତ ଖୋଜୁଥିଲେ। କାରଣ ସେ ପର୍ଯ୍ୟନ୍ତ ସେମାନେ ଇସ୍ରାଏଲର ପରିବାରବର୍ଗ ମଧ୍ୟରେ ଭୂମି ପାଇ ନ ଥିଲେ।

ଏଣୁ ଦା‌ନ୍‌ର ପରିବାରବର୍ଗ ସେମାନଙ୍କ ପରିବାରବର୍ଗରୁ ପାଞ୍ଚ ଜଣ ବୀର ପୁରୁଷଙ୍କୁ ଦେଶ ଭ୍ରମଣ ଓ ଅନୁସନ୍ଧାନ କରିବାକୁ ସରିୟ ଓ ଇଷ୍ଟାୟୋଲଠାରୁ ପଠାଇଲେ, ସେମାନେ ସେମାନଙ୍କୁ କହିଲେ, “ଯାଅ ଏବଂ ଆଉ କିଛି ଅଧିକ ଦେଶ ଅନୁସନ୍ଧାନ କର।”

ସେହି ପାଞ୍ଚ ଜଣ ଇଫ୍ରୟିମ-ପର୍ବତମୟସ୍ଥ ଦେଶସ୍ଥିତ ମୀଖାର ଗୃହରେ ରାତ୍ରି ଯାପନ କଲେ। ସେମାନେ ମୀଖାର ଗୃହ ନିକଟରେ ଥିବା ବେଳେ ସେହି ଲେବୀୟ ଯୁବକର କଥା ଶୁଣିଲେ। ସେମାନେ ଏହା ଚିହ୍ନି ପାରିଲେ, ତେଣୁ ସେମାନେ ଘର ଭିତରକୁ ଯାଇ ତାକୁ ପଗ୍ଭରିଲେ, “ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କ’ଣ କରୁଛ? ତୁମ୍ଭର ଏଠାରେ କ’ଣ ଅଛି?”

ସେ ଉତ୍ତରରେ କହିଲା, ମୀଖା ମୋ’ ପ୍ରତି ଏହିପରି କରିଛନ୍ତି। “ସେ ମୋତେ ବେତନ ଦେଇ ଏଠାରେ ଯାଜକ ରୂପେ ନିଯୁକ୍ତ କରିଛନ୍ତି”

ତେଣୁ ସେମାନେ ତାହାକୁ କହିଲେ, “ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ। ପରମେଶ୍ୱରଙ୍କ ନିକଟରେ ପଗ୍ଭର ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ। ତାହା ଆମ୍ଭେ ଜାଣିବାକୁ ଗ୍ଭହୁଁ।”

ତହୁଁ ଯାଜକ ତାଙ୍କୁ କହିଲା, “କୁଶଳରେ ଯାଅ। ତୁମ୍ଭମାନଙ୍କର ଗନ୍ତବ୍ୟ ପଥ ସଦାପ୍ରଭୁଙ୍କ ସମ୍ମୁଖରେ ଅଛି।”

ଏହା ପରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶରେ ପହଞ୍ଚିଲେ। ସେଠାରେ ସେମାନେ ଦେଖିଲେ, ସୀଦୋନୀୟମାନଙ୍କ ଶାସନରେ ଲୋକମାନେ କିପରି ନିରାପଦରେ ରହୁଥିଲେ। ସେହି ଦେଶରେ ଶାନ୍ତି ଥିଲା, ସେମାନଙ୍କର ସବୁକିଛି ଯଥେଷ୍ଟ ଥିଲା। ସେଠାରେ ଅତ୍ୟାଗ୍ଭରୀ ଶାସକ ନ ଥିଲେ। ଆଉ ସେମାନେ ସୀଦୋନଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା।

ଏହା ପରେ ସେମାନେ ସରିୟ ଓ ଇଷ୍ଟାୟୋଲରେ ନିଜର ଭାତୃଗଣ ନିକଟରେ ଉପସ୍ଥିତ ହେଲେ। ତହିଁରେ ସେମାନଙ୍କର ଭାତୃଗଣ ସେମାନଙ୍କୁ ପଗ୍ଭରିଲେ, “କ’ଣ ତୁମେ ଶିକ୍ଷା କଲ?”

ତହିଁରେ ସେମାନେ କହିଲେ, “ଉଠ, ସେମାନଙ୍କର ପ୍ରତିକୂଳରେ ଯିବା। କାରଣ ଆମ୍ଭେମାନେ ସେ ଦେଶ ଦେଖିଲୁ। ଦେଖ ସେ ଦେଶ ଅତି ଉତ୍ତମ। ଆଉ ତୁମ୍ଭେମାନେ କାହିଁକି ଚୁପ ରହିଛ। ସେହି ଦେଶକୁ ଯିବାକୁ ଓ ସେ ଦେଶକୁ ଅଧିକାରକୁ ଆଣିବା ପାଇଁ ଅଳସ କର ନାହିଁ। 10 ତୁମ୍ଭେମାନେ ଗଲେ ନିର୍ଭୟରେ ଥିବା ଲୋକମାନଙ୍କୁ ପାଇବ ଓ ଦେଶ ଅତି ବିସ୍ତୃତ, ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି। ସେ ସ୍ଥାନରେ ପୃଥିବୀସ୍ଥ କୌଣସି କଥାର ଅଭାବ ନାହିଁ।”

11 ତେଣୁ ଦାନ୍ ପରିବାରବର୍ଗରୁ 600 ଲୋକ ଯୁଦ୍ଧାସ୍ତ୍ରରେ ସଜ୍ଜିତ ହୋଇ ସରିୟ ଓ ଇଷ୍ଟାୟୋଲ ପରିତ୍ୟାଗ କଲେ। 12 ସେମାନେ ଲୟିଶକୁ ଯିବା ବାଟରେ ଯିହୁଦାର କିରିୟତ ଯିୟାରୀମ ନଗରରେ ଛାଉଣି ସ୍ଥାପନ କଲେ। ସେହି କାରଣରୁ ସେହି ସ୍ଥାନ ଆଜି ପର୍ଯ୍ୟନ୍ତ ମହନୀଦାନ୍ ବୋଲି ପରିଚିତ। ଯାହାକି କିରିୟତ ଯିୟାରୀମର ପଶ୍ଚିମରେ ଅଛି। 13 ସେହି ସ୍ଥାନଠାରୁ 600 ଲୋକ ଇଫ୍ରୟିମ ପର୍ବତମୟ ଦେଶକୁ ଯାତ୍ରା କଲେ। ତା’ପରେ ସେମାନେ ଆସି ମୀଖାର ଘରେ ପହଞ୍ଚିଲେ।

14 ତେଣୁ ସେହି ପାଞ୍ଚ ଜଣ ଯେଉଁମାନେ ଲୟିଶ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନେ ସେମାନଙ୍କର ସମ୍ପର୍କୀୟମାନଙ୍କୁ କହିଲେ, “ସେଠାରେ ଏକ ଏଫୋଦ ଅଛି। ସେଠାରେ ଗୃହ ଦେବତାଗଣ ଅଛନ୍ତି ଓ ଏକ ଖୋଦିତ ପ୍ରତିମା ଅଛି। ଏହା ତୁମ୍ଭେମାନେ କ’ଣ ଜାଣ? ତେଣୁ ବର୍ତ୍ତମାନ କ’ଣ କରିବାକୁ ହେବ ବିବେଚନା କର।” 15 ସେମାନେ ମୀଖାର ଗୃହ ପାଖରେ ଅଟକି ଗଲେ। ଯେଉଁଠାରେ ଲେବୀୟ ଲୋକ ଜଣକ ବାସ କରୁଥିଲା। ସେମାନେ ସେହି ଲେବୀୟ ଯୁବକକୁ ପଗ୍ଭରିଲେ କିପରି ଅଛନ୍ତି ବୋଲି। 16 ଦାନ୍ ପରିବାରବର୍ଗର 600 ଲୋକ ଅସ୍ତ୍ରରେ ସଜ୍ଜିତ ହୋଇଥିଲେ। ସେମାନେ ଫାଟକ ନିକଟରେ ଛିଡ଼ା ହେଲେ। 17-18 ଦେଶାନୁସନ୍ଧାନ ନିମିତ୍ତ ଯାଇଥିବା ସେହି ପାଞ୍ଚ ଜଣ ଉପରକୁ ଗଲେ। ତା’ପରେ ସେମାନେ ଭିତରକୁ ପ୍ରବେଶ କରି ଏଫୋଦକୁ, ଗୃହ ଦେବତାଙ୍କୁ ଓ ଖୋଦିତ ପ୍ରତିମାକୁ ନେଇଗଲେ। ସେହି ସମୟରେ ଯାଜକ ଫାଟକ ନିକଟରେ ଅସ୍ତ୍ରରେ ସଜ୍ଜିତ ହୋଇ ସେହି 600 ଲୋକ ସହିତ ଛିଡ଼ା ହୋଇଗଲେ। ଯାଜକ ଘରେ ପ୍ରବେଶ କରିଥିବା ପାଞ୍ଚ ଜଣଙ୍କୁ ପଗ୍ଭରିଲେ, “ତୁମ୍ଭେମାନ କ’ଣ କରୁଅଛ?”

19 ସେମାନେ ତାକୁ ଚୁପ୍ ହେବା ପାଇଁ କହିଲେ। ସେମାନେ ତାକୁ କହିଲେ, “ତୁମ୍ଭର ହାତ ତୁମ୍ଭର ପାଟିରେ ଦିଅ ଏବଂ ଆମ୍ଭମାନଙ୍କୁ ଅନୁସରଣ କର। ଆମ୍ଭମାନଙ୍କ ପିତା ଓ ଆମ୍ଭମାନଙ୍କର ଯାଜକ ହୁଅ। ତୁମ୍ଭେ ଗୋଟିଏ ଲୋକର ଗୃହ ଦେବତାର ଯାଜକ ହେବା ଭଲ ନା ଇସ୍ରାଏଲର ଗୋଷ୍ଠୀ ଓ ପରିବାରବର୍ଗ ଉପରେ ଯାଜକ ହେବା ଭଲ?”

20 ଏଥିରେ ଯାଜକର ମନ ଆନନ୍ଦିତ ହେଲା। ତହୁଁ ସେ ଏଫୋଦ ଓ ଠାକୁରମାନ ଓ ଖୋଳା ପ୍ରତିମାମାନ ନେଇ ଲୋକମାନଙ୍କ ସଙ୍ଗରେ ଗ୍ଭଲିଗଲା।

21 ଏହା ପରେ ସେମାନେ ବୁଲି ପଡ଼ିଲେ ଓ ସେହି ସ୍ଥାନ ପରିତ୍ୟାଗ କଲେ। ସେମାନେ ସେମାନଙ୍କର ବାଳକ, ପଶୁଗଣ ଓ ସେମାନଙ୍କର ସମସ୍ତ ସାମଗ୍ରୀ ସେମାନଙ୍କ ଆଗରେ ରଖିଲେ।

22 ସେମାନେ ମୀଖାର ଗୃହର ଅଳ୍ପ ଦୂରରେ ଥିଲେ। ସେତେବେଳେ ମୀଖାର ନିକଟରେ ବାସ କରୁଥିବା ଲୋକମାନେ ଦା‌ନ୍‌ର ଲୋକମାନଙ୍କୁ ଗୋଡ଼ାଇଲେ ଓ ସେମାନଙ୍କୁ ଧରିଲେ। 23 ସେମାନେ ଦା‌ନ୍‌ର ଲୋକମାନଙ୍କ ଉପରେ ପାଟି କଲେ। ତା’ପରେ ଦା‌ନ୍‌ର ଲୋକମାନେ ବୁଲିପଡ଼ି ମୀଖାଙ୍କୁ ପଗ୍ଭରିଲେ, “ତୁମ୍ଭର କ’ଣ ଖବର ଅଛି ଯେ, ତୁମ୍ଭେ ତୁମ୍ଭର ଲୋକମାନଙ୍କୁ ଏକତ୍ରିତ କରିଛ?”

24 ସେ ଉତ୍ତରରେ କହିଲେ, “ମୋର ହାତରେ ତିଆରି କରିଥିବା ପ୍ରତିମାମାନଙ୍କୁ ଓ ମୋର ଯାଜକକୁ ତୁମ୍ଭେମାନେ ନେଇ ଯାଇଛ। ମୋର ଆଉ କ’ଣ ବାକି ଅଛି? ତଥାପି ତୁମ୍ଭେ ପଗ୍ଭରୁଛ, ‘ସମସ୍ୟା କ’ଣ?’”

25 ତହିଁରେ ଦା‌ନ୍‌ର ଲୋକମାନେ ତାଙ୍କୁ କହିଲେ, “ଆମ୍ଭ ସହିତ ତର୍କ ନ କରିବା ତୁମ୍ଭ ପାଇଁ ଉତ୍ତମ ଅଟେ। ଆମ୍ଭମାନଙ୍କ ମଧ୍ୟରୁ କେତେକଙ୍କୁ କ୍ରୋଧିତ କରିପାରେ। ଯେଉଁମାନେ କି ଗରମ ମିଜାସର ଅଟନ୍ତି ଏବଂ ସେମାନେ ତୁମ୍ଭ ସହିତ ତୁମ୍ଭର ଲୋକମାନଙ୍କୁ ଓ ତୁମ୍ଭର ପରିବାରକୁ ଆକ୍ରମଣ କରି ପାରନ୍ତି ଓ ହତ୍ୟା କରି ପାରନ୍ତି।”

26 ଏହା ପରେ ଦାନ୍ ସନ୍ତାନଗଣ ନିଜ ପଥରେ ଅଗ୍ରସର ହେଲେ। ପୁଣି ମୀଖା ସେମାନଙ୍କୁ ନିଜଠାରୁ ଅଧିକ ବଳବାନ ଦେଖି ନିଜ ଗୃହକୁ ଫେରି ଗଲେ।

27 ତା’ପରେ ସେମାନେ ମୀଖାର ପ୍ରତିମା ଓ ତାହାର ଯାଜକକୁ ଛାଡ଼ି ଲୟିଶରେ ପହଞ୍ଚିଲେ। ସେମାନେ ସେହି ଲୋକମାନଙ୍କୁ ଆକ୍ରମଣ କଲେ, ଯେଉଁମାନେ ସେଠାରେ ଶାନ୍ତିରେ ଓ ନିରାପଦରେ ବାସ କରୁଥିଲେ। ସେମାନେ ‌‌ଖ‌ଡ଼୍‌ଗରେ ଲୋକମାନଙ୍କୁ ହତ୍ୟା କଲେ ଓ ନଗରକୁ ଅଗ୍ନିରେ ଦ‌ଗ୍‌ଧ କଲେ। 28 ପୁଣି ତାଙ୍କର କେହି ଉଦ୍ଧାର କର୍ତ୍ତା ନ ଥିଲେ। କାରଣ ତାହା ସୀଦୋନଠାରୁ ଦୂର ଥିଲା, ସେମାନଙ୍କର ଅନ୍ୟ ଲୋକମାନଙ୍କ ସହିତ ଚୂକ୍ତି ନ ଥିଲା। ଲୟିଶ ବୈ‌ଥ୍‌ରହୋବର ଓ ନିକଟସ୍ଥ ତଳ ଭୂମିରେ ଥିଲା। ଏହା ପରେ ସେମାନେ ନୂତନ ନଗର ନିର୍ମାଣ କରି ସେଠାରେ ବାସ କଲେ। 29 ଯେହେତୁ ସେମାନେ ଇସ୍ରାଏଲର ଜଣେ ପୁତ୍ର ଦା‌ନ୍‌ର ଭବିଷ୍ୟଦ୍ ବଂଶଧର ଥିଲେ, ସେମାନେ ସେହି ନଗରର ନାମ ଦାନ ରଖିଲେ। ମାତ୍ର ବାସ୍ତବରେ ସେହି ନଗରର ନାମ ଲୟିଶ ଥିଲା।

30 ଏଣୁ ଦାନ୍ ପରିବାରବର୍ଗ ସେହି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ। ସେମାନଙ୍କର ଯାଜକରୂପେ ସେମାନେ ମୋଶାଙ୍କର ପୁତ୍ର ଗେର୍ଶୋନ ବଂଶଧର ଯୋନାଥନକୁ ନିଯୁକ୍ତ କଲେ। ଇସ୍ରାଏଲୀୟମାନେ ନିର୍ବାସିତ ହେବା ପର୍ଯ୍ୟନ୍ତ ଯୋନାଥନ ଓ ତାଙ୍କର ପୁତ୍ରମାନେ ଦାନ୍ ପରିବାରବର୍ଗର ଯାଜକ ହୋଇ ରହିଲେ। 31 ଶୀଲୋରେ ପରମେଶ୍ୱରଙ୍କ ଗୃହ ଥିବାର ସମସ୍ତ ସମୟ ସେମାନେ ଆପଣାମାନଙ୍କ ପାଇଁ ମୀଖାର ନିର୍ମିତ ସେହି ଖୋଦିତ ପ୍ରତିମା ସ୍ଥାପନ କରି ରଖିଲେ।

ଲୂକ ଲିଖିତ ସୁସମାଗ୍ଭର 7:1-30

ଯୀଶୁ ଗୋଟିଏ ଗ୍ଭକରକୁ ସୁସ୍ଥ କଲେ(A)

ଯୀଶୁ ଲୋକମାନଙ୍କୁ ଯାହାସବୁ ଶୁଣେଇବାକୁ ଗ୍ଭହୁଁଥିଲେ, ସେ ସମସ୍ତ କହି ସାରିବା ପରେ ସେ କଫର୍ନାହୂମ ଗ୍ଭଲିଗଲେ। ସେ ସମୟରେ କଫର୍ନାହୂମରେ ଜଣେ ଶତସେନାପତି ଥିଲେ। ତାହାଙ୍କର ଗୋଟିଏ ଗ୍ଭକର ଏତେ ବେମାର ଥିଲା ଯେ ସେ ପ୍ରାୟ ମରିଯିବା ଅବସ୍ଥାରେ ଥିଲା। ଶତସେନାପତି ଗ୍ଭକରଟିକୁ ଖୁବ୍ ଭଲ ପାଉଥିଲେ। ଶତସେନାପତି ଜଣକ ଯୀଶୁଙ୍କ ବିଷୟରେ ଶୁଣି ତାହାଙ୍କ ପାଖକୁ କେତେକ ପ୍ରାଚୀନ ଯିହୂଦୀନେତାଙ୍କୁ ପଠାଇଲେ। ସେ ଗ୍ଭହୁଁଥିଲେ ଯେ ଲୋକେ ଯାଇ ଯୀଶୁଙ୍କୁ ଆସିବାକୁ ଅନୁରୋଧ କରନ୍ତୁ ଓ ଯୀଶୁ ଆସି ଗ୍ଭକରଟିର ଜୀବନ ରକ୍ଷା କରିଦିଅନ୍ତୁ। ସେହି ପ୍ରାଚୀନ ନେତାମାନେ ଯୀଶୁଙ୍କ ପାଖକୁ ଗଲେ। ସେମାନେ ଯୀଶୁଙ୍କୁ ଅନୁନୟ ପୂର୍ବକ ଅନୁରୋଧ କରି କହିଲେ, “ଶତସେନାପତି ଜଣକ ଆପଣଙ୍କ ସାହାଯ୍ୟ ପାଇବାକୁ ଯୋଗ୍ୟ। ସେ ଆମ୍ଭ ଲୋକଙ୍କୁ ଭଲ ପାଆନ୍ତି ଏବଂ ଆମ୍ଭ ପାଇଁ ସମାଜଗୃହ ତିଆରି କରିଛନ୍ତି।”

ତେଣୁ ଯୀଶୁ ସେମାନଙ୍କ ସହିତ ଯିବା ପାଇଁ ବାହାରି ପଡ଼ିଲେ। ଯୀଶୁ ଶତସେନାପତି ଘର ପାଖାପାଖି ଆସି ପହଞ୍ଚି ଯାଇଥିବା ସମୟରେ ଶତସେନାପତି ଜଣକ ନିଜ ବନ୍ଧୁମାନଙ୍କୁ ଯୀଶୁଙ୍କ ପାଖକୁ ଏହି କଥା କହିବା ପାଇଁ ପଠାଇଲେ, “ପ୍ରଭୁ, ନିଜକୁ ଆଉ କଷ୍ଟ ଦିଅନ୍ତୁ ନାହିଁ। କାରଣ ମୁଁ ଏତେ ଭଲ ନୁହେଁ ଯେ ଆପଣ ମୋ’ ଘରକୁ ଆସିବେ। କେବଳ ସେଇଥିପାଇଁ ମୁଁ ନିଜେ ଆପଣଙ୍କ ପାଖକୁ ଯିବାକୁ ନିଜକୁ ଯୋଗ୍ୟ ମନେ କରି ନ ଥିଲି। ଆପଣ କେବଳ ଆଦେଶ ଦିଅନ୍ତୁ ଓ ମୋର ଗ୍ଭକରଟି ଭଲ ହୋଇଯିବ। ମୁଁ ଆପଣଙ୍କର ଅଧିକାର ବିଷୟରେ ବୁଝି ପାରୁଛି। ମୁଁ ନିଜେ ଜଣେ ଅଧିକାରୀଙ୍କ ଅଧୀନରେ କାମ କରୁଛି ଏବଂ ମୋ’ ଅଧୀନରେ ମଧ୍ୟ କେତେକ ସୈନ୍ୟ ରହିଛନ୍ତି। ମୁଁ ଯଦି ଜଣେ ସୈନ୍ୟକୁ କହେ, ‘ଯାଅ’ ତେବେ ସେ ଗ୍ଭଲିଯାଏ। ମୁଁ ଯଦି ଆଉ ଜଣକୁ କହେ ଆସ ତେବେ ସେ ଗ୍ଭଲିଆସେ। ମୁଁ ଯଦି ମୋ’ ଗ୍ଭକରକୁ କୁହେ, ‘ଏହା କର’, ତେବେ ସେ ତାହା କରେ।”

ଯୀଶୁ ଏହା ଶୁଣିସାରି ବଡ଼ ଆଶ୍ଚର୍ଯ୍ୟ ହୋଇଗଲେ। ସେ ତାହାଙ୍କୁ ଅନୁସରଣ କରୁଥିବା ଲୋକମାନଙ୍କ ଆଡ଼କୁ ବୁଲି ପଡ଼ି କହିଲେ”ମୁଁ ତୁମ୍ଭମାନଙ୍କୁ କହି ରଖୁଛି ଯେ ଏଭଳି ବିଶ୍ୱାସ ମୋତେ ଇସ୍ରାଏଲରେ ମଧ୍ୟ ମିଳି ନାହିଁ।”

10 ଯୀଶୁଙ୍କ ପାଖକୁ ଯେଉଁ ଲୋକମାନଙ୍କୁ ପଠାଯାଇଥିଲା, ସେମାନେ ଘରକୁ ଫେରିଯିବା ପରେ ଦେଖିଲେ ଯେ ଗ୍ଭକରଟି ସୁସ୍ଥ ହୋଇ ଯାଇଛି।

ଯୀଶୁ ମୃତ ଲୋକକୁ ଜୀବନ ଦାନ କଲେ

11 ତା’ ପରଦିନ ଯୀଶୁ ନାଇନ ନଗରକୁ ଗଲେ। ତାହାଙ୍କୁ ସହିତ ତାଙ୍କ ଶିଷ୍ୟମାନେ ଓ ବହୁ ସଂଖ୍ୟାରେ ଅନ୍ୟ ଲୋକମାନେ ଯାଉଥିଲେ। 12 ଯୀଶୁ ଯେତେବେଳେ ନଗରଦ୍ୱାର ନିକଟରେ ପହଞ୍ଚିଲେ ସେତେବେଳେ ଗୋଟିଏ ଶବ ନିଆ ଯାଉଥିବାର ସେ ଦେଖିଲେ। ସେ ତା’ ବିଧବା ମାର ଏକମାତ୍ର ସନ୍ତାନ ଥିଲା। ପୁଅକୁ ନିଆ ଯାଉଥିବା ସମୟରେ ସେଠାରେ ତା’ ମା ସହିତ ମଧ୍ୟ ନଗରର ବହୁ ସଂଖ୍ୟକ ଲୋକ ଥିଲେ। 13 ସେହି ବିଧବାକୁ ଦେଖି ଯୀଶୁଙ୍କ ମନରେ କରୁଣା ଜାତ ହେଲା। ସେ ତାକୁ କହିଲେ, “କାନ୍ଦ ନାହିଁ।” 14 ଯୀଶୁ କୋକେଇ ପାଖକୁ ଯାଇ ତାହା ଛୁଇଁଲେ। କୋକେଇ କାନ୍ଧେଇ ନେଉଥିବା ଲୋକେ ଅଟକିଗଲେ। ଯୀଶୁ ମୃତ ପୁତ୍ରକୁ କହିଲେ, “ଯୁବକ, ମୁଁ ତୁମ୍ଭକୁ କହୁଛି ଠିଆ ହୁଅ।” 15 ମୃତ ପୁତ୍ର ଉଠି ବସିଲା। ସେ କଥା କହିବାକୁ ଲାଗିଲା। ଯୀଶୁ ତାକୁ ତା’ ମା ହାତରେ ଦେଇଦେଲେ।

16 ସବୁଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ପରମେଶ୍ୱରଙ୍କ ମହିମା ଗାନ କଲେ। ସେମାନେ କହିଲେ, “ଜଣେ ମହାନ୍ ଭବିଷ୍ୟ‌ଦ୍‌ବକ୍ତା ଆମ୍ଭମାନଙ୍କ ପାଖକୁ ଆସିଛନ୍ତିା” ଆହୁରି ମଧ୍ୟ ସେମାନେ କହିଲେ, “ପରମେଶ୍ୱର ନିଜ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ଆସି ଯାଇଛନ୍ତି।”

17 ଯୀଶୁଙ୍କ ବିଷୟରେ ଏହି ଖବର ଯିହୂଦା ଓ ଆଖପାଖ ସମସ୍ତ ଅଞ୍ଚଳରେ ପ୍ରଗ୍ଭରିତ ହୋଇଗଲା।

ଯୋହନ ଗୋଟିଏ ପ୍ରଶ୍ନ ପଗ୍ଭରିଲେ(B)

18 ଯୋହନଙ୍କ ଶିଷ୍ୟମାନେ ଯୋହନଙ୍କୁ ଏ ସମସ୍ତ ଖବର ଜଣାଇଲେ। ଯୋହନ ତାହାଙ୍କର ଦୁଇଜଣ ଶିଷ୍ୟଙ୍କୁ ଡକାଇଲେ। 19 ଯୋହନ ସେମାନଙ୍କୁ ପ୍ରଭୁ ଯୀଶୁଙ୍କ ପାଖକୁ ଏହି କଥା ପଗ୍ଭରି ପଠାଇଲେ: “ଯାହାଙ୍କର ଆସିବାର ଥିଲା, ଆପଣ କ’ଣ ସେହି ଲୋକ ନା ଆମ୍ଭେ ଆଉ କାହାରି ଅପେକ୍ଷାରେ ରହିବୁ?”

20 ସେ ଲୋକମାନେ ଯୀଶୁଙ୍କ ପାଖରେ ପହଞ୍ଚିଲେ। ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ବାପ୍ତିଜକ ଯୋହନ ଆମ୍ଭକୁ ତୁମ୍ଭ ପାଖକୁ ଏହି ପ୍ରଶ୍ନ ପଗ୍ଭରିବାକୁ ପଠାଇଲେ: ‘ଯାହାଙ୍କର ଆସିବାର ଥିଲା, ଆପଣ କ’ଣ ସେହି ଲୋକ ନା ଆମ୍ଭେ ଆଉ ଅନ୍ୟ କାହାରି ଅପେକ୍ଷାରେ ରହିବୁ?’”

21 ସେହି ସମୟରେ ଯୀଶୁ ଅନେକ ଲୋକଙ୍କୁ ସେମାନଙ୍କ ରୋଗରୁ ସୁସ୍ଥ, ବେଦନା ଦୂର ଓ ଦୁଷ୍ଟାତ୍ମା କବଳରୁ ମୁକ୍ତ କରି ଦେଉଥିଲେ। ସେ ଅନେକ ଅନ୍ଧକୁ ଦୃଷ୍ଟିଶକ୍ତି ଦେଉଥିଲେ। 22 ତା’ପରେ ଯୀଶୁ ଯୋହନଙ୍କ ସେହି ଶିଷ୍ୟମାନଙ୍କୁ କହିଲେ, “ଯାଅ ଓ ଏଠାରେ ତୁମ୍ଭେ ଯାହାସବୁ ଦେଖିଲ ଓ ଶୁଣିଲ, ତାହା ଯୋହନଙ୍କୁ ଯାଇ ଜଣାଅ। ଅନ୍ଧମାନେ ଦେଖି ପାରୁଛନ୍ତି, ଛୋଟାମାନେ ଗ୍ଭଲି ପାରୁଛନ୍ତି, କୁଷ୍ଠରୋଗୀ ସୁସ୍ଥ ହୋଇ ଯାଉଛନ୍ତି, ବଧିରଲୋକ ଶୁଣିପାରୁଛନ୍ତି, ମରିଯାଉଥିବା ଲୋକକୁ ପୁଣି ଜୀବନ ଦିଆଯାଉଛି ଏବଂ ଗରିବ ଲୋକମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ଶୁଣେଇ ଦିଆଯାଉଛି। 23 ଯେଉଁ ଲୋକ ମୋତେ ଗ୍ରହଣ କରିବ, ସେ ଧନ୍ୟ।”

24 ଯୋହନଙ୍କ ଶିଷ୍ୟମାନେ ଗ୍ଭଲିଯିବା ପରେ ଯୀଶୁ ଲୋକମାନଙ୍କୁ ଯୋହନଙ୍କ ବିଷୟରେ କହିବାକୁ ଆରମ୍ଭ କଲେ: “ତୁମ୍ଭେମାନେ ମରୁଭୂମିରେ କ’ଣ ଦେଖିବାକୁ ଯାଇଥିଲ? କ’ଣ ପବନରେ ଦୋହଲୁଥିବା ନଳଗଛ? 25 ତା’ନ ହେଲେ, ତୁମ୍ଭେ କ’ଣ ଦେଖିବାକୁ ସେଠାକୁ ଯାଇଥିଲ? କ’ଣ ଉତ୍ତମ ବସ୍ତ୍ର ପିନ୍ଧିଥିବା ଜଣେ ଲୋକକୁ? ନା, ଯେଉଁମାନେ ଉତ୍ତମ ବସ୍ତ୍ର ପିନ୍ଧନ୍ତି ଏବଂ ଆମୋଦ ପ୍ରମୋଦରେ ଜୀବନ କଟାନ୍ତି, ସେମାନେ ତ ରାଜାଙ୍କ ପ୍ରାସାଦ ମାନଙ୍କରେ ଥା’ନ୍ତି। 26 ତେବେ ତୁମ୍ଭେମାନେ କ’ଣ ଦେଖିବା ପାଇଁ ବାହାରି ଯାଇଥିଲ? କ’ଣ ଜଣେ ଭବିଷ୍ୟ‌ଦ୍‌ବକ୍ତାଙ୍କୁ? ହଁ, ମୁଁ ତୁମ୍ଭକୁ କହୁଛି। ଯୋହନ ଜଣେ ଭବିଷ୍ୟ‌ଦ୍‌ବକ୍ତାଙ୍କଠାରୁ ମଧ୍ୟ ମହାନ୍ ଅଟନ୍ତି। 27 ଯୋହନଙ୍କ ବିଷୟରେ ଏହା ଲେଖାଅଛି:

‘ଦେଖ, ମୁଁ ତୁମ୍ଭ ଆଗରୁ ମୋର ଦୁତଙ୍କୁ ପଠାଉଛି।
    ସେ ତୁମ୍ଭ ପାଇଁ ପୂର୍ବରୁ ରାସ୍ତା ତିଆରି କରିଦେବେ।’(C)

28 ମୁଁ ତୁମ୍ଭକୁ କହୁଛି, ନାରୀ ଗର୍ଭ ମଧ୍ୟରୁ ଜାତ ସମସ୍ତଙ୍କ ମଧ୍ୟରେ ଯୋହନଙ୍କଠାରୁ ଅଧିକ ମହାନ୍ କେହି ନାହିଁ। ତଥାପି ପରମେଶ୍ୱରଙ୍କ ରାଜ୍ୟର ଯେଉଁ ଲୋକ ସବୁଠାରୁ ଛୋଟ, ସେ ମଧ୍ୟ ଯୋହନଙ୍କଠାରୁ ମହାନ୍।”

29 ଯୀଶୁଙ୍କ ଉପଦେଶ ଶୁଣୁଥିବା ସବୁଲୋକ ସ୍ୱୀକାର କଲେ ଯେ, ପରମେଶ୍ୱରଙ୍କ ଉପଦେଶ ସବୁଠାରୁ ଉତ୍ତମ। ଏପରିକି କରଆଦାୟକାରୀମାନେ ମଧ୍ୟ ଏଥିରେ ଏକମତ ହୋଇଗଲେ। ସେମାନେ ସମସ୍ତେ ପୂର୍ବରୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହୋଇଥିଲେ, 30 କିନ୍ତୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ସେମାନଙ୍କ ପାଇଁ ପରମେଶ୍ୱରଙ୍କ ଦତ୍ତ ଯୋଜନାକୁ ଅସ୍ୱୀକାର କଲେ ଓ ଯୋହନଙ୍କ ଦ୍ୱାରା ବାପ୍ତିସ୍ମ ଗ୍ରହଣ କଲେ ନାହିଁ।

Oriya Bible: Easy-to-Read Version (ERV-OR)

2010 by World Bible Translation Center