Print Page Options
Previous Prev Day Next DayNext

Old/New Testament

Each day includes a passage from both the Old Testament and New Testament.
Duration: 365 days
Oriya Bible: Easy-to-Read Version (ERV-OR)
Version
ଶାମୁୟେଲଙ୍କ ପ୍ରଥମ ପୁସ୍ତକ 15-16

ଶାଉଲ ଅମାଲେକୀୟମାନଙ୍କୁ ଧ୍ୱଂସ କଲେ

15 ଥରେ ଶାମୁୟେଲ ଶାଉଲଙ୍କୁ କହିଲେ, “ସଦାପ୍ରଭୁ ମୋତେ ରାଜପଦରେ ତୁମ୍ଭକୁ ଅଭିଷେକ କରିବା ପାଇଁ ପଠାଇଥିଲେ। ବର୍ତ୍ତମାନ ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ। ସର୍ବଶକ୍ତିମାନ ସଦାପ୍ରଭୁ କହିଲେ, ‘ଯେତେବେଳେ ଇସ୍ରାଏଲୀୟମାନେ ମିଶରରୁ ବାହାରି ଆସିଲେ, ଅମାଲେକୀୟମାନେ ତାଙ୍କୁ କିଣାନ ଯିବାରେ ବାଧା ସୃଷ୍ଟି କରିଥିଲେ। ମୁଁ ଦେଖିଛି ଯାହାସବୁ ଅମାଲେକୀୟମାନେ କରିଛନ୍ତି। ବର୍ତ୍ତମାନ ଅମାଲେକୀୟ ବିରୁଦ୍ଧରେ ଯୁଦ୍ଧ ଘୋଷଣା କର। ତୁମ୍ଭେ ନିଶ୍ଚିତଭାବେ ଅମାଲେକୀୟମାନଙ୍କର ସର୍ବସ୍ୱ ଧ୍ୱଂସ କରି ପାରିବ। ତୁମ୍ଭେ କିଛି ଜୀବନ୍ତ ଛାଡ଼ି ଆସିବ ନାହିଁ। ତୁମ୍ଭେ ସମସ୍ତ ପୁରୁଷ, ସ୍ତ୍ରୀ, ଛୋଟପିଲା ଏପରିକି ଶିଶୁଛୁଆକୁ ମଧ୍ୟ ହତ୍ୟା କରିବ। ଆହୁରି ମଧ୍ୟ ସେମାନଙ୍କର ଗାଈ, ମେଣ୍ଢା, ଓଟ ଓ ଗଧମାନଙ୍କୁ ହତ୍ୟା କରିବ।’”

ଶାଉଲ ଟଲାୟୀମରେ ସୈନ୍ୟମାନଙ୍କୁ ଏକଜୁଟ କଲେ। ସେଠାରେ 200,000 ପଦାତିକ ଓ ଅନ୍ୟାନ୍ୟ 10,000 ଲୋକ ଯିହୁଦାର ଥିଲେ। ତା’ପରେ ଶାଉଲ ଅମାଲେକ ସହରକୁ ଗଲେ ଏବଂ ଉପତ୍ୟକାରେ ଅପେକ୍ଷା କଲେ। ଶାଉଲ କେନୀୟମାନଙ୍କୁ କହିଲେ, “ଯାଅ, ଅମାଲେକ ଛାଡ଼ି ଗ୍ଭଲିଯାଅ। କାରଣ ମୁଁ ଅମାଲେକୀୟଙ୍କ ସହ ତୁମ୍ଭମାନଙ୍କୁ ହତ୍ୟା କରିବାକୁ ଗ୍ଭହେଁ ନାହିଁ। ତୁମ୍ଭେମାନେ ଇସ୍ରାଏଲୀୟମାନଙ୍କୁ ମିଶର ଛାଡ଼ି ଆସିବା ବେଳେ ସେମାନଙ୍କୁ ଦୟା ପ୍ରଦର୍ଶନ କରିଥିଲ।” ତେଣୁ କେନୀୟମାନେ ଅମାଲେକ ପ୍ରତ୍ୟାବର୍ତ୍ତନ କଲେ।

ଶାଉଲ ଅମାଲେକମାନଙ୍କୁ ପରାସ୍ତ କଲେ। ସେ ହବୀଲାଠାରୁ ମିଶର ସୀମାବର୍ତ୍ତୀ ଶୁରର ନିକଟ ପର୍ଯ୍ୟନ୍ତ ଅମାଲେକୀୟମାନଙ୍କୁ ଆକ୍ରମଣ କଲେ। ସେ ଅମାଲେକୀୟ ରାଜା ଆଗା‌ଗ୍‌କୁ ଜୀବନ୍ତ ଧରିଲେ। କିନ୍ତୁ ତାଙ୍କ ସେନାବୀହିନୀର ଅନ୍ୟ ସମସ୍ତଙ୍କୁ ହତ୍ୟା କଲେ। ଯାହା ହେଉ ଶାଉଲ ଓ ତାଙ୍କର ଲୋକମାନେ ସବୁଠୁ ଭଲ ମେଷ, ବଳଦ ଓ ହୃଷ୍ଟପୁଷ୍ଟ ମେଷ ଶାବକଗୁଡ଼ିକୁ ଓ ସମସ୍ତ ରଖିବା ପାଇଁ ଉପଯୋଗୀ ସାମଗ୍ରୀ ସେମାନେ ରଖିଲେ। ସେମାନେ ସେହି ଦ୍ରବ୍ୟଗୁଡ଼ିକ ନଷ୍ଟ କରିବା ପାଇଁ ଗ୍ଭହିଁଲେ ନାହିଁ। ସେମାନେ କେବଳ ରଖିବା ଉପଯୋଗୀ ନ ହେବା ଜିନିଷକୁ ନଷ୍ଟ କଲେ।

ଶାମୁୟେଲ ଶାଉଲଙ୍କୁ ତାଙ୍କ ପାପ କଥା କହିଲେ

10 ଶାମୁୟେଲ ସଦାପ୍ରଭୁଙ୍କ ପାଖରୁ ଏକ ବାର୍ତ୍ତା ପାଇଲେ। 11 ସଦାପ୍ରଭୁ କହିଲେ, “ଶାଉଲ ମୋତେ ଅନୁସରଣ କରୁ ନାହିଁ। ତେଣୁ ଶାଉଲଙ୍କୁ ରାଜା କରିଥିବାରୁ ମୁଁ ଦୁଃଖିତ ଅଟେ। ସେ ମୋର ଆଦେଶକୁ ଅବଜ୍ଞା କଲା।” ଏଥିରେ ଶାମୁୟେଲ କ୍ରୋଧିତ ହେଲେ ଏବଂ ସଦାପ୍ରଭୁଙ୍କ ନିକଟରେ ସାରା ରାତି ଚିତ୍କାର କରି କାନ୍ଦିଲେ।

12 ଶାମୁୟେଲ ତା’ ପରଦିନ ପ୍ରତ୍ୟୁଷରୁ ଶାଉଲଙ୍କୁ ସାକ୍ଷାତ କରିବା ପାଇଁ ତାଙ୍କ ରାସ୍ତାରେ ଗଲେ। ଲୋକମାନେ ଶାମୁୟେଲଙ୍କୁ କହିଲେ, “ଶାଉଲ ଯିହୁଦାର କର୍ମିଲ୍ ସହରକୁ ଆସିଥିଲେ। ଶାଉଲ ସେଠାକୁ ତାଙ୍କ ସମ୍ମାନାର୍ଥେ ପ୍ରସ୍ତର ସ୍ତମ୍ଭ ନିର୍ମାଣ କରିବାକୁ ଗଲେ। ଶାଉଲ ସବୁଆଡ଼େ ଯାତ୍ରା କରି ସାରିବା ପରେ ଗି‌ଲ୍‌ଗ‌ଲ୍‌ରେ ପହଞ୍ଚିଲେ।”

13 ତେଣୁ ଶାମୁୟେଲ ଶାଉଲ ଥିବା ସ୍ଥାନକୁ ଯାତ୍ରା କଲେ। ଶାଉଲ ତାଙ୍କୁ ଅଭ୍ୟର୍ଥନା କଲେ, “ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ। ମୁଁ ସଦାପ୍ରଭୁଙ୍କ ଆଜ୍ଞା ମାନିଛି।”

14 କିନ୍ତୁ ଶାମୁୟେଲ କହିଲେ, “ତେବେ ଏହା କ’ଣ, ମୁଁ ଶୁଣିଅଛି? ମୁଁ କାହିଁକି ମେଷର ଭେଁ ଭେଁ ଶବ୍ଦ ଶୁଣୁଅଛି ଏବଂ ଗାଈର ହମ୍ବାରବ ଶୁଣୁଛି?”

15 ଶାଉଲ କହିଲେ, “ସୈନ୍ୟମାନେ ସେମାନଙ୍କୁ ଅମାଲେକୀୟମାନଙ୍କଠାରୁ ଆଣିଛନ୍ତି। ସୈନ୍ୟମାନେ ଉତ୍ତମ ଗୋରୁ ଓ ମେଷମାନଙ୍କୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ବଳିଦେବା ନିମନ୍ତେ ରଖିଲେ ଓ ଅନ୍ୟମାନଙ୍କୁ ବିନାଶ କଲେ।”

16 ଶାମୁୟେଲ ଶାଉଲଙ୍କୁ କହିଲେ, “କହିବା ବନ୍ଦ କର! ସଦାପ୍ରଭୁ ମୋତେ ଗତ ରାତିରେ ଯାହା କରିଛନ୍ତି ତାହା ମୁଁ ତୁମ୍ଭକୁ କହିବି।”

ଶାଉଲ ଉତ୍ତର ଦେଲେ, “ମୋତେ କୁହ।”

17 ଶାମୁୟେଲ କହିଲେ, “ଅତୀତରେ ତୁମ୍ଭେ ନିଜକୁ ମୁଖ୍ୟ ବୋଲି ଭାବୁ ନ ଥିଲ। କିନ୍ତୁ ତା’ପରେ ତୁମ୍ଭେ ଇସ୍ରାଏଲ ପରିବାରବର୍ଗଗୁଡ଼ିକର ମୂଖ୍ୟ ହୋଇ ପାରିଲ। ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲର ରାଜା ଭାବେ ବାଛିଲେ। 18 ସଦାପ୍ରଭୁ ତୁମ୍ଭକୁ ଯୁଦ୍ଧ ଯାତ୍ରାରେ ପଠାଇ କହିଲେ, ‘ଯାଅ, ସେହି ଅମାଲେକୀୟ ପାପୀମାନଙ୍କୁ ହତ୍ୟା କର। ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ନ କରିବା ପର୍ଯ୍ୟନ୍ତ ତାଙ୍କ ସହ ଯୁଦ୍ଧ କର।’ 19 କିନ୍ତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲ ନାହିଁ କାହିଁକି? ତୁମ୍ଭେ ଗ୍ଭହିଁଲ ସେ ଲୁଟଦ୍ରବ୍ୟ ଗୁଡ଼ିକ ରଖିବା ପାଇଁ ଯାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଅଟେ।”

20 ଶାଉଲ କହିଲେ, “ମୁଁ ସଦାପ୍ରଭୁଙ୍କ କଥା ମାନିଥିଲି, ସଦାପ୍ରଭୁ ମୋତେ ଯେଉଁଠାକୁ ପଠାଇ ଥିଲେ, ମୁଁ ସେଠାକୁ ଯାଇଥିଲି, ମୁଁ ସମସ୍ତ ଅମାଲେକୀୟମାନଙ୍କୁ ଧ୍ୱଂସ କରିଥିଲି। ମୁଁ ଅମାଲେକୀୟ ରାଜାଙ୍କୁ ଆଣିଥିଲି ଓ ସେମାନଙ୍କୁ ଧ୍ୱଂସ କଲି। 21 ଏବଂ ସୈନ୍ୟମାନେ ଗି‌ଲ୍‌ଗ‌ଲ୍‌ରେ ଉତ୍ତମ ମେଣ୍ଢା ଓ ଗୋରୁମାନଙ୍କୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କଠାରେ ବଳିଦାନ ଦେବା ପାଇଁ ରଖିଲେ।”

22 କିନ୍ତୁ ଶାମୁୟେଲ ଉତ୍ତର ଦେଲେ, “ସଦାପ୍ରଭୁଙ୍କୁ କ’ଣ ଅଧିକ ପ୍ରସନ୍ନ କରେ, ହୋମବଳି, ନୈବେଦ୍ୟ ନା ପରମେଶ୍ୱରଙ୍କର ଆଦେଶଗୁଡ଼ିକ ପାଳନ କରିବା? ପରମେଶ୍ୱର ହୃଷ୍ଟପୁଷ୍ଟ ମେଷର ବଳିଦାନଠାରୁ ତାଙ୍କର ଆଜ୍ଞା ମାନୁ ଥିବା ଲୋକଠାରେ ଅଧିକ ସନ୍ତୁଷ୍ଟ ହୁଅନ୍ତି। 23 ବିଦ୍ରୋହିତା ମନ୍ତ୍ରପାଠ ପାପତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନଙ୍କର ପୂଜାତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ। ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହେବା ପାଇଁ ତୁଚ୍ଛ କରିଅଛନ୍ତି।”

24 ତା’ପରେ ଶାଉଲ ଶାମୁୟେଲଙ୍କୁ କହିଲେ, “ମୁଁ ପାପ କରିଅଛି। କାରଣ ମୁଁ ସଦାପ୍ରଭୁଙ୍କ ଆଜ୍ଞା ଓ ତୁମ୍ଭ ଆଜ୍ଞା ଉଲ୍ଲଘଂନ କରିଅଛି। ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ କଥା ଶୁଣିଲି। 25 ବର୍ତ୍ତମାନ ମୁଁ ମୋ’ ପାପ କ୍ଷମା କରିବାକୁ ଅନୁରୋଧ କରୁଛି, ଓ ମୁଁ ଯେମନ୍ତ ସଦାପ୍ରଭୁଙ୍କୁ ଉପାସନା କରିପାରେ ଏଥିପାଇଁ ମୋ’ ସାଙ୍ଗରେ ଫେରି ଆସ।”

26 କିନ୍ତୁ ଶାମୁୟେଲ ଶାଉଲଙ୍କୁ କହିଲେ, “ମୁଁ ତୁମ୍ଭ ସଙ୍ଗେ ଫେରି ଯିବି ନାହିଁ। କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟକୁ ଅବମାନନା କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲର ରାଜା ପାଇଁ ମନା କରିଅଛନ୍ତି।”

27 ଯେତେବେଳେ ଶାମୁୟେଲ ଫେରିଯିବା ପାଇଁ ବାହାରନ୍ତେ, ସେ ତାହାଙ୍କ ଗ୍ଭେଗାର ଅଞ୍ଚଳ ଧରି ଟାଣିଲେ, ତହିଁରେ ତାହା ଚିରିଗଲା। 28 ଏଣୁ ଶାମୁୟେଲ ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ଇସ୍ରାଏଲର ରାଜତ୍ୱ ତୁମ୍ଭଠାରୁ ନେଇଗଲେ ଓ ତୁମ୍ଭଠାରୁ ଜଣେ ଉତ୍ତମ ବ୍ୟକ୍ତିକୁ ଦେଲେ, ଯିଏ କି ତୁମ୍ଭର ସାଙ୍ଗ। ଉତ୍ତମ ତୁମ୍ଭର ଏକ ପ୍ରତିବାସୀକୁ ତାହା ଦେଲେ। 29 ସଦାପ୍ରଭୁ ହେଉଛନ୍ତି ଇସ୍ରାଏଲର ପରମେଶ୍ୱର। ସଦାପ୍ରଭୁ ସବୁଦିନ ପାଇଁ ଏହିଠାରେ ବାସ କରିବେ। ସଦାପ୍ରଭୁ ମିଛ କହନ୍ତି ନାହିଁ କି ସେ ତାଙ୍କର ମତ ପରିବର୍ତ୍ତନ କରନ୍ତି ନାହିଁ। ସଦାପ୍ରଭୁ ଜଣେ ବ୍ୟକ୍ତି ନୁହନ୍ତି ଯେ କି ତାଙ୍କର ମତ ବଦଳାଇ ଦେବେ।”

30 ଶାଉଲ ଉତ୍ତର ଦେଲେ, “ମୁଁ ପାପ କରିଅଛି, କିନ୍ତୁ ଇସ୍ରାଏଲର ଲୋକମାନଙ୍କ ଓ ପ୍ରାଚୀନବର୍ଗଙ୍କ ସମ୍ମୁଖରେ ମୋର ସମ୍ମାନ ରଖିବା ପାଇଁ ମୋ’ ସହିତ ଫେରି ଆସ। ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉପାସନା କରିବି, ଏଥିପାଇଁ ମୋ’ ସଙ୍ଗେ ଫେରି ଆସ।” 31 ଶାମୁୟେଲ ଶାଉଲଙ୍କ ସହିତ ଫେରିଯା’ନ୍ତେ ଶାଉଲ ସଦାପ୍ରଭୁଙ୍କୁ ଉପାସନା କଲେ।

32 ବର୍ତ୍ତମାନ ଶାମୁୟେଲ କହିଲେ, “ତୁମ୍ଭେମାନେ ଅମାଲେକୀୟମାନଙ୍କ ରାଜା ଆଗ‌ଗ୍‌କୁ ଆମ୍ଭ ସମ୍ମୁଖକୁ ଆଣ।”

ତା’ପରେ, ଆଗାଗ୍ ଲୌହ ଶିଙ୍କୁଳିରେ ବନ୍ଧା ହୋଇ ତାଙ୍କ ଆଗକୁ ଅଣାଗଲା। ଆଗାଗ୍ ଚିନ୍ତା କଲା, “ନିଶ୍ଚିତ ସେ ମୋତେ ହତ୍ୟା କରିବ ନାହିଁ।”

33 କିନ୍ତୁ ଶାମୁୟେଲ ଆଗ‌ଗ୍‌କୁ କହିଲେ, “ତୁମ୍ଭ ‌‌ଖ‌ଡ଼୍‌ଗ ଯେମନ୍ତ ସ୍ତ୍ରୀମାନଙ୍କୁ ସନ୍ତାନ ହିନ କରିଅଛି, ତେମନ୍ତ ସ୍ତ୍ରୀମାନଙ୍କ ମଧ୍ୟରେ ତୁମ୍ଭର ମାତା ସନ୍ତାନହିନ ହେବ।” ତହୁଁ ଶାମୁୟେଲ ଗି‌ଲ୍‌ଗ‌ଲ୍‌ରେ ସଦାପ୍ରଭୁଙ୍କ ସମ୍ମୁଖରେ ଆଗ‌ଗ୍‌କୁ ଖଣ୍ତ ଖଣ୍ତ କରି ହାଣିଲେ।

34 ଏଥି ଉତ୍ତାରେ ଶାମୁୟେଲ ରାମାକୁ ଗଲେ। ପୁଣି ଶାଉଲ ଗିବିୟାସ୍ଥିତ ଆପଣା ଗୃହକୁ ଗଲେ। 35 ତା’ପରେ ଶାମୁୟେଲ ତାଙ୍କ ଜୀବନର ଶେଷ ପର୍ଯ୍ୟନ୍ତ ଶାଉଲଙ୍କୁ କେବେବି ଦେଖିଲେ ନାହିଁ। କାରଣ ଶାମୁୟେଲ ଶାଉଲଙ୍କ ପାଇଁ ଶୋକ କଲେ। ପୁଣି ସଦାପ୍ରଭୁ ଇସ୍ରାଏଲ ଉପରେ ଶାଉଲଙ୍କୁ ରାଜା କରିବାରୁ ଅନୁତାପ କଲେ।

ଶାମୁୟେଲ ବୈ‌ଥ୍‌ଲେହମକୁ ଗଲେ

16 ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେକାଳ ଶାଉଲଙ୍କ ପାଇଁ ଶୋକ କରିବ? ମୁଁ ତାଙ୍କୁ ଇସ୍ରାଏଲର ରାଜା ରୂପେ ପ୍ରତ୍ୟାଖ୍ୟାନ କରିଅଛି। ତୁମ୍ଭେ ଆପଣା ଶିଙ୍ଗ ତୈଳରେ ପୂର୍ଣ୍ଣ କରିଗ୍ଭଲ, ମୁଁ ତୁମ୍ଭକୁ ବୈ‌ଥ୍‌ଲେହମର ଯିଶୀ ନାମକ ବ୍ୟକ୍ତି ନିକଟକୁ ପଠାଇବି। କାରଣ ତାହାର ପୁତ୍ରମାନଙ୍କ ମଧ୍ୟରୁ ମୁଁ ଆପଣା ପାଇଁ ଏକ ରାଜା ଦେଖିଅଛୁ।”

କିନ୍ତୁ ଶାମୁୟେଲ କହିଲେ, “ଯଦି ମୁଁ ଯାଏ, ଶାଉଲ ଏହା ଶୁଣିଲେ ମୋତେ ବଧ କରିବେ।”

ସଦାପ୍ରଭୁ କହିଲେ, “ବୈ‌ଥ୍‌ଲେହମକୁ ଯାଅ। ତୁମ୍ଭ ସହିତ ଏକ ଛଡ଼ା ନିଅ ଓ କୁହ, ‘ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ ଦେବାକୁ ଆସିଅଛୁ।’ ଯିଶୀକୁ ସେ ବଳିଦାନ ପାଇଁ ନିମନ୍ତ୍ରଣ କର। ତା’ପରେ କ’ଣ କରିବା ପାଇଁ ହେବ ମୁଁ ତୁମ୍ଭକୁ ଜଣାଇବି। ମୁଁ ଯାହାକୁ କହିବି, ତୁମ୍ଭେ ତାହାକୁ ଅଭିଷିକ୍ତ କର।”

ଶାମୁୟେଲ ସଦାପ୍ରଭୁଙ୍କର ବାକ୍ୟ ଅନୁସାରେ କାର୍ଯ୍ୟ କଲେ। ଶାମୁୟେଲ ବୈ‌ଥ୍‌ଲେହମରେ ପହଞ୍ଚିଲେ। ତହିଁରେ ନଗରର ପୁରୁଖାମାନେ କମ୍ପମାନ ହୋଇ ତାଙ୍କୁ ଭେଟିବାକୁ ଆସି ପଗ୍ଭରିଲେ, “ଆପଣଙ୍କ ଆଗମନ କୁଶଳ ତ?”

ଶାମୁୟେଲ ଉତ୍ତର ଦେଲେ, “ହଁ, ମୁଁ କୁଶଳରେ ଆସିଛି! ମୁଁ ସଦାପ୍ରଭୁଙ୍କ ଆଗରେ ବଳିଦାନ ଦେବାକୁ ଆସିଅଛି। ତୁମ୍ଭେମାନେ ନିଜକୁ ପବିତ୍ର କର ଓ ମୋ’ ସାଙ୍ଗରେ ବଳିଦାନ କରିବାକୁ ଆସ।” ଶାମୁୟେଲ ଯିଶୀକି ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ।

ଯେତେବେଳେ ଯିଶୀ ଓ ତା’ର ପୁତ୍ରମାନେ ପହଞ୍ଚିଲେ, ଶାମୁୟେଲ ଇଲୀୟାବଙ୍କୁ ଦେଖିଲେ। ଶାମୁୟେଲ ଭାବିଲେ, “ଏହା ନିଶ୍ଚିତ ଯେ ସଦାପ୍ରଭୁ ଏହି ଲୋକଟିକୁ ରାଜା ହେବା ପାଇଁ ବାଛିଛନ୍ତି।”

କିନ୍ତୁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଇଲୀୟାବ ଡେଙ୍ଗା ଓ ସୁନ୍ଦର ଅଟନ୍ତି। କିନ୍ତୁ ତୁମ୍ଭେ ଏପରି ଭାବନାହିଁ ମନୁଷ୍ୟ ଯେପରି ଦେଖେ ସଦାପ୍ରଭୁ ସେପରି ଦେଖନ୍ତି ନାହିଁ। ଲୋକମାନେ ସର୍ବଦା ଉପର ଦେଖନ୍ତି। କିନ୍ତୁ ସଦାପ୍ରଭୁ ତାହାର ଅନ୍ତର ଦେଖନ୍ତି। ଇଲୀୟାବ ଉପଯୁକ୍ତ ଲୋକ ନୁହଁ।”

ତା’ପରେ ଯିଶୀ ତାଙ୍କର ଦ୍ୱିତୀୟ ପୁତ୍ର ଅବିନାଦବଙ୍କୁ ଡାକିଲେ। ଅବିନାଦବ ଶାମୁୟେଲଙ୍କ ଆଗ ଦେଇ ଗଲେ। କିନ୍ତୁ ଶାମୁୟେଲ କହିଲେ, “ନା, ଏ ଲୋକ ନୁହନ୍ତି ଯାହାଙ୍କୁ ସଦାପ୍ରଭୁ ଉପଯୁକ୍ତ ମନେ କରନ୍ତି।”

ତା’ପରେ ଯିଶୀ ଶମ୍ମକୁ ଶାମୁୟେଲଙ୍କ ପାଖକୁ ଡକାଇଲେ। କିନ୍ତୁ ଶାମୁୟେଲ କହିଲେ, “ନା, ଏହାକୁ ମଧ୍ୟ ସଦାପ୍ରଭୁ ମନୋନୀତ କରି ନାହାନ୍ତି।”

10 ଏହିରୂପେ ଯିଶୀ ନିଜର ସାତ ପୁତ୍ରଙ୍କୁ ଶାମୁୟେଲଙ୍କର ସମ୍ମୁଖରେ ଚଳାଇଲେ। ମାତ୍ର ଶାମୁୟେଲ ଯିଶୀଙ୍କୁ କହିଲେ, “ସଦାପ୍ରଭୁ ଏମାନଙ୍କୁ ମନୋନୀତ କରି ନାହାନ୍ତି।”

11 ଶାମୁୟେଲ ଯିଶୀଙ୍କୁ କହିଲେ, “ତୁମ୍ଭର ସବୁ ସନ୍ତାନ କ’ଣ ଏଠାରେ ଅଛନ୍ତି?”

ସେ କହିଲେ, “କେବଳ କନିଷ୍ଠଟି ଏଠାରେ ନାହିଁ। ସେ ମେଷପଲ ଚରାଉ ଅଛି।”

ଶାମୁୟେଲ କହିଲେ, “ଲୋକ ପଠାଇ ତାଙ୍କୁ ଡକାଅ। ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେ ଭୋଜନରେ ବସିବୁ ନାହିଁ।”

12 ତାକୁ ଡାକିବା ପାଇଁ ଯିଶୀ ଲୋକ ପଠାଇଲେ। ସେ ଈଷତ୍ ରକ୍ତବର୍ଣ୍ଣ ଓ ସୁନୟନ ଦେଖିବାକୁ ସୁନ୍ଦର ଅଟନ୍ତି।

ସେତେବେଳେ ସଦାପ୍ରଭୁ କହିଲେ, “ଉଠ ଏହାଙ୍କୁ ଅଭିଷେକ କର, ଏ ହେଉଛନ୍ତି ସେହି ଲୋକ।”

13 ଶାମୁୟେଲ ତୈଳ ଶିଙ୍ଗ ନେଇ ତାଙ୍କ ଭାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ। ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କ ଉପରେ ବାସ କଲେ, ଏହା ପରେ ଶାମୁୟେଲ ଉଠି ରାମାକୁ ଗ୍ଭଲିଗଲେ।

ଏକ ମନ୍ଦ ଆତ୍ମା ଶାଉଲକୁ କଷ୍ଟ ଦେଲା

14 ମାତ୍ର ସଦାପ୍ରଭୁଙ୍କ ଆତ୍ମା ଶାଉଲଙ୍କଠାରୁ ପ୍ରସ୍ଥାନ କଲେ। ପୁଣି ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କୁ ବିରକ୍ତ କରିବାକୁ ଲାଗିଲା। 15 ଶାଉଲଙ୍କର ଦାସମାନେ ତାଙ୍କୁ କହିଲେ, “ପରମେଶ୍ୱରଙ୍କଠାରୁ ଏକ ମନ୍ଦ ଆତ୍ମା ଆପଣଙ୍କୁ ବିରକ୍ତ କରୁଛି। 16 ଜଣେ ନିପୁଣ ବୀଣାବାଦକ ଅନ୍ୱେଷଣ ପାଇଁ ତୁମ୍ଭେ ତୁମ୍ଭ ସମ୍ମୁଖରେ ଥିବା ଦାସମାନଙ୍କୁ ଆଜ୍ଞା କର। ଯେତେବେଳେ ପରମେଶ୍ୱରଙ୍କଠାରୁ ସେହି ମନ୍ଦ ଆତ୍ମା ତୁମ୍ଭ ସମ୍ମୁଖକୁ ଆସେ, ଯଦି ସେ ଲୋକ ବୀଣା ବଜାଏ ତୁମ୍ଭେ ବହୁତ ଭଲ ସମବେଦନା ପ୍ରକାଶ କରିବ।”

17 ଶାଉଲ ଆପଣା ଦାସମାନଙ୍କୁ କହିଲେ, “ଆଛା ଯେ ଭଲ ବଜାଇ ପାରେ ସେହିପରି ଏକ ଲୋକକୁ ମୋ’ ପାଖକୁ ଆଣ।”

18 ଯୁବକମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା, “ଦେଖନ୍ତୁ ମୁଁ ବୈ‌ଥ୍‌ଲେହମୀୟ ଯିଶୀର ଏକ ପୁତ୍ରଙ୍କୁ ଦେଖିଅଛି। ସେ ବୀଣା ବଜାଇବାରେ ନିପୁଣ ଓ ମହାବିକ୍ରମଶାଳୀ ଯୋଦ୍ଧା ଓ କଥାରେ ବିଜ୍ଞ, ଆଉ ରୂପବାନ ପୁଣି ସଦାପ୍ରଭୁ ତାଙ୍କ ପାଖେ ପାଖେ ଅଛନ୍ତି।”

19 ତେଣୁ ଶାଉଲ ଯିଶୀ ନିକଟକୁ ଦୂତମାନଙ୍କୁ ପଠାଇ ତାହାଙ୍କୁ କହିଲେ, “ତୁମ୍ଭର ପୁତ୍ର ଦାଉଦ ଯେ ମେଷପଲ ସାଙ୍ଗରେ ଥାଏ, ତାକୁ ମୋ’ ନିକଟକୁ ପଠାଇ ଦିଅ।”

20 ତା’ପରେ ଯିଶୀ କେବଳ ଦାଉଦଙ୍କୁ ପଠାଇଲେ ନାହିଁ, ତା’ ସହିତ ଶାଉଲ ନିମନ୍ତେ କିଛି ଉପହାର ପଠାଇଲେ: ଗୋଟିଏ ଛେଳି ଓ ଗୋଟିଏ ଗଧରେ ବୋଝେଇ ଖାଦ୍ୟ ଓ ଦ୍ରାକ୍ଷାରସ ପଠାଇଲେ। 21 ଏହା ପରେ ଦାଉଦ ଶାଉଲଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଠିଆ ହେଲେ ଓ ଶାଉଲ ତାଙ୍କୁ ଅତିଶୟ ସ୍ନେହ କଲେ, ତହିଁରେ ସେ ତାଙ୍କର ଅସ୍ତ୍ରବାହକ ସାହାଯ୍ୟକାରୀ ହେଲେ। 22 ଏହା ପରେ ଶାଉଲ ଯିଶୀଙ୍କୁ ଏକ ବାର୍ତ୍ତା ପଠାଇଲେ, “ମୁଁ ବିନୟ କରୁଅଛି ଦାଉଦଙ୍କୁ ମୋ’ ସମ୍ମୁଖରେ ଛିଡ଼ା ହେବାକୁ ଦିଅ, ସେ ମୋର ସେବା କରିବ, କାରଣ ମୁଁ ତାକୁ ଭଲ ପାଏ।”

23 ପରମେଶ୍ୱରଙ୍କଠାରୁ ସେହି ମନ୍ଦ ଆତ୍ମା ଯେତେବେଳେ ଶାଉଲଙ୍କ ଉପରେ ଥାଏ, ସେତେବେଳେ ଦାଉଦ ବୀଣା ନେଇ ଆପଣା ହସ୍ତରେ ବଜାନ୍ତି। ତହିଁରେ ଶାଉଲ ଆଶ୍ୱାସ ପାଇ ଭଲ ହୁଅନ୍ତି ଓ ମନ୍ଦ ଆତ୍ମା ତାଙ୍କୁ ଛାଡ଼ିଯାଏ।

ଲୂକ ଲିଖିତ ସୁସମାଗ୍ଭର 10:25-42

ଉତ୍ତମ ଶମିରୋଣୀୟ ଦୃଷ୍ଟାନ୍ତ

25 ତା’ପରେ ଜଣେ ଧର୍ମଶାସ୍ତ୍ରୀ ଠିଆ ହେଲେ। ସେ ଯୀଶୁଙ୍କୁ ପରୀକ୍ଷା କରିବା ପାଇଁ ତାହାଙ୍କୁ ପଗ୍ଭରିଲେ, “ଗୁରୁ, ଅନନ୍ତ ଜୀବନ ଲାଭ କରିବା ପାଇଁ ମୁଁ କ’ଣ କରିବି?”

26 ଏହା ଶୁଣି ଯୀଶୁ ତାହାଙ୍କୁ କହିଲେ, “ବ୍ୟବସ୍ଥାଶାସ୍ତ୍ରରେ କ’ଣ ଲେଖାଅଛି? ସେଥିରେ ତୁମ୍ଭେ କ’ଣ ପଢ଼ୁଛ?”

27 ସେ ଉତ୍ତର ଦେଲେ, “‘ତୁମ୍ଭେ ନିଜର ସମସ୍ତ ହୃଦୟ, ସମସ୍ତ ଆତ୍ମା, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ତୁମ୍ଭର ପ୍ରଭୁ ପରମେଶ୍ୱରଙ୍କୁ ପ୍ରେମ କର’ [a] ଏବଂ, ‘ତୁମ୍ଭେ ନିଜକୁ ପ୍ରେମ କରିଲା ଭଳି ଅନ୍ୟମାନଙ୍କୁ ପ୍ରେମ କର।’” [b]

28 ତା’ପରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ଠିକ୍ ଉତ୍ତର ଦେଇଛ। ଏହା ହିଁ କର। ଏହା ଫଳରେ ତୁମ୍ଭେ ଅନନ୍ତ ଜୀବନ ଲାଭ କରିବ।”

29 ନିଜେ ଠିକ୍ ଜୀବନଯାପନ କରୁଛନ୍ତି ବୋଲି ଧର୍ମଶାସ୍ତ୍ରୀ ଜଣକ ପ୍ରମାଣ କରିବାକୁ ଗ୍ଭହୁଁଥିଲେ। ତେଣୁ ସେ ଯୀଶୁଙ୍କୁ ପଗ୍ଭରିଲେ, “ତେବେ ଯେଉଁମାନଙ୍କୁ ପ୍ରେମ କରିବି, ସେମାନେ କିଏ?”

30 ଏହି ପ୍ରଶ୍ନର ଉତ୍ତର ଦେବାକୁ ଯାଇ ଯୀଶୁ କହିଲେ, “ଜଣେ ଲୋକ ଯିରୁଶାଲମରୁ ଯିରୀହୋକୁ ଯାଉଥିଲା। ବାଟରେ ସେ ଡକାୟତମାନଙ୍କ ହାବୁଡ଼ରେ ପଡ଼ିଲା। ସେମାନେ ତା’ ଲୁଗାପଟା ସବୁ ଚିରି ବାହାର କରି ଓ ତାକୁ ମାଡ଼ ମାରି ଅର୍ଦ୍ଧମୃତ ଅବସ୍ଥାରେ ପକାଇଦେଇ ଗ୍ଭଲିଗଲେ।

31 “ଏପରି ଘଟିଲା ଯେ ଜଣେ ଯିହୂଦୀ ଯାଜକ ସେହି ରାସ୍ତା ଦେଇ ଯାଉଥିଲେ। ସେହି ଲୋକଟିକୁ ଦେଖି ସେ ବାଟ ଭାଙ୍ଗି ଗ୍ଭଲିଗଲେ। 32 ତା’ପରେ ଜଣେ ଲେବୀୟ [c] ସେହି ବାଟରେ ଆସିଲେ। ସେ ସେହି ଲୋକଟିକୁ ଦେଖିବା ସତ୍ତ୍ୱେ ତାକୁ ସାହାଯ୍ୟ କରିବାକୁ ନ ଅଟକି ଗ୍ଭଲିଗଲେ।

33 “ତା’ପରେ ଶମିରୋଣୀୟ ଦେଶର ଜଣେ ଲୋକ ସେହି ବାଟେ ଆସିଲେ। ଆହତ ଲୋକଟି ଯେଉଁଠାରେ ପଡ଼ିଥିଲା, ସେ ସେହି ସ୍ଥାନକୁ ଆସିଲେ। ସେ ସେହି ଲୋକଟିକୁ ଦେଖି ବହୁତ ମନ ଦୁଃଖ କଲେ। 34 ସେ ଆହତ ଲୋକଟି ପାଖକୁ ଗଲେ। ତା କ୍ଷତରେ ତେଲ ଓ ଅଙ୍ଗୁରରସ ଢାଳି ପଟି ବାନ୍ଧି ଦେଲେ। ତାହାଙ୍କ ପାଖରେ ଗଧଟିଏ ଥିଲା। ସେ ଆହତ ଲୋକଟିକୁ ତାହାଙ୍କ ଗଧ ଉପରେ ବସାଇ ଗୋଟିଏ ଚଟିଘରକୁ ନେଇଗଲେ। ଚଟିଘରେ ସେ ଆହତ ଲୋକଟିର ଯତ୍ନ ନେଲେ। 35 ତା’ ପରଦିନ ଶମିରୋଣୀୟ ଲୋକ ଜଣକ ଦୁଇଟି ରୂପାମୁଦ୍ରା ବାହାର କଲେ। ସେ ତାହା ପାନ୍ଥଶାଳାର ଦାୟିତ୍ୱରେ ଥିବା ଲୋକଟିକୁ ଦେଇ କହିଲେ, ‘ଏହି ଆହତ ଲୋକଟିର ଯତ୍ନ ନେବ। ତା’ ପାଇଁ ଯଦି ଆଉ ଅଧିକ ଟଙ୍କା ଖର୍ଚ୍ଚ ହୁଏ, ମୁଁ ଫେରିଲା ବେଳେ ତୁମ୍ଭକୁ ସେତକ ପରିଶୋଧ କରିଦେବି।”

36 ଏହା ପରେ ଯୀଶୁ କହିଲେ, “ଏବେ କୁହ, ଡକାୟତମାନଙ୍କ ହାବୁଡ଼ରେ ପଡ଼ି ଆହତ ହୋଇଥିବା ଲୋକଟିକୁ ଏହି ତିନି ଜଣଙ୍କ ମଧ୍ୟରୁ କିଏ ପ୍ରେମଭାବ ଦେଖାଇଲେ ବୋଲି ତୁମ୍ଭେ ଭାବୁଛ?”

37 ଶାସ୍ତ୍ରୀ ଜଣକ କହିଲେ, “ଯେଉଁ ଲୋକ ଆହତ ଲୋକଟିକୁ ସାହାଯ୍ୟ କଲା।”

ତା’ପରେ ଯୀଶୁ ତାହାଙ୍କୁ କହିଲେ, “ତେବେ ତୁମ୍ଭେ ଯାଅ, ଏବଂ ଲୋକମାନଙ୍କ ନିମନ୍ତେ ସେହିଭଳି କାମ କର।”

ମରିୟମ ଓ ମାର୍ଥା

38 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯାତ୍ରା କରୁଥିବା ଅବସରରେ ଗୋଟିଏ ଗାଁକୁ ଯୀଶୁ ଗଲେ। ମାର୍ଥା ନାମକ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ସ୍ୱାଗତ କଲା। 39 ମାର୍ଥାର ମରିୟମ ନାମରେ ଗୋଟିଏ ଭଉଣୀ ଥିଲା। ମରିୟମ ଯୀଶୁଙ୍କ ପାଦ ପାଖରେ ବସି ତାହାଙ୍କ ଉପଦେଶ ଶୁଣୁଥିଲା, କିନ୍ତୁ ମାର୍ଥା ଘରର ସବୁ କାମ କରୁଥିଲା। 40 ମାର୍ଥାକୁ ବହୁତ ଗୁଡ଼ାଏ କାମ କରିବାକୁ ପଡ଼ୁଥିବାରୁ ସେ ରାଗିଗଲା। ସେ ଯୀଶୁଙ୍କ ପାଖକୁ ଆସି କହିଲା, “ପ୍ରଭୁ! ମୋ’ ଭଉଣୀ ଘରର ଯେ ସବୁ କାମ ମୋ’ ଉପରେ ଛାଡ଼ି ଦେଇଛି, ଏ ବିଷୟରେ କ’ଣ ଆପଣଙ୍କର ମନୋଯୋଗ ନାହିଁ? ଏଣୁ ତାହାକୁ କୁହନ୍ତୁ ଯେ ସେ ମୋତେ ସାହାଯ୍ୟ କରୁ।”

41 ଯୀଶୁ ଉତ୍ତର ଦେଲେ, “ମାର୍ଥା, ହେ ମାର୍ଥା, ବହୁତ ଗୁଡ଼ାଏ କଥା ପାଇଁ ତୁମ୍ଭେ ବ୍ୟସ୍ତ ଓ ଚିନ୍ତିତ ଅଛ। 42 କିନ୍ତୁ ଗୋଟିଏ ଜିନିଷ ସବୁଠାରୁ ମହତ୍ତ୍ୱପୂର୍ଣ୍ଣ। ମରିୟମ ନିଜ ପାଇଁ ଠିକ୍ ଜିନିଷଟି ପସନ୍ଦ କରିଛି ଏବଂ ଏହା ତା’ଠାରୁ ଛଡ଼େଇ ନିଆଯିବ ନାହିଁ।”

Oriya Bible: Easy-to-Read Version (ERV-OR)

2010 by World Bible Translation Center