Print Page Options
Previous Prev Day Next DayNext

Old/New Testament

Each day includes a passage from both the Old Testament and New Testament.
Duration: 365 days
Oriya Bible: Easy-to-Read Version (ERV-OR)
Version
ଶାମୁୟେଲଙ୍କ ଦ୍ୱିତୀୟ ପୁସ୍ତକ 6-8

ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ଯିରୁଶାଲମକୁ ନିଆଗଲା

ଦାଉଦ ଆଉ ଥରେ ବଛା ବଛା 30,000 ସୈନ୍ୟମାନଙ୍କୁ ଇସ୍ରାଏଲରେ ଏକତ୍ରିତ କଲେ। ଦାଉଦ ଏବଂ ତାଙ୍କର ଲୋକମାନେ ଯିହୁଦାର ବାଲିକୁ ଗଲେ। ସେମାନେ ବାଲିର ଯିହୁଦାଠାରୁ ପ୍ରଭୁଙ୍କର ପବିତ୍ର ସିନ୍ଦୁକ ଯିରୁଶାଲମକୁ ଆଣିବାକୁ ଗଲେ। ସେହି ପବିତ୍ର ସିନ୍ଦୁକ ସଦାପ୍ରଭୁଙ୍କର ସିଂହାସନ ତୁଲ୍ୟ ଥିଲା। ସେହି ପବିତ୍ର ସିନ୍ଦୁକ ଉପରେ କିରୁବଦୂତମାନଙ୍କର ପ୍ରତିମୂର୍ତ୍ତିମାନ ଥିଲା ଏବଂ ସଦାପ୍ରଭୁ ସେମାନଙ୍କ ଉପରେ ବସୁଥିଲେ। ଦାଉଦର ଲୋକମାନେ ସେହି ପବିତ୍ର ସିନ୍ଦୁକକୁ ଅବୀନାଦବର ଗୃହରୁ ବାହାରକୁ ଆଣିଲେ। ସେଇ ଗୃହଟି ପର୍ବତ ଉପରେ ଅବସ୍ଥିତ ଥିଲା। ସେମାନେ ଏହି ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଏକ ନୂଆ ଶଗଡ଼ରେ ଲଦିଲେ ଏବଂ ଅବୀନାଦବର ପୁତ୍ର ଉଷ ଅହୀୟୋ ସେହି ନୂଆ ଶଗଡ଼କୁ ଚଲେଇଲେ।

ସେମାନେ ପର୍ବତସ୍ଥ ଶିର୍ଷଦେଶରେ ଅବୀନାଦବର ଗୃହରୁ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଆଣିଲେ ଓ ଉଷ ପବିତ୍ର ସିନ୍ଦୁକ ପାର୍ଶ୍ୱରେ ଗ୍ଭଲିଲା ଏବଂ ଅହୀୟୋ ପବିତ୍ର ସିନ୍ଦୁକ ଆଗେ ଆଗେ ଗ୍ଭଲିଲା। ଦାଉଦ ଓ ଇସ୍ରାଏଲର ସମସ୍ତ ଲୋକମାନେ ସଦାପ୍ରଭୁଙ୍କ ଆଗରେ ଦେବଦାରୁ କାଠରେ ତିଆରି ନାନା ପ୍ରକାର ବାଦ୍ୟଯନ୍ତ୍ର ବୀଣା ଓ ନେବଲ ଓ ଦାରା, ମନ୍ଦିରା ଓ କରତାଳି ବଜାଇ ନାଚୁ ଥିଲେ। ସେମାନେ ନାଖୋନ ନାମକ ଶସ୍ୟ ମର୍ଦ୍ଦନ ସ୍ଥାନରେ ପହଞ୍ଚିଲେ। ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବଢ଼ାଇ ପ୍ରଭୁଙ୍କର ପବିତ୍ର ସିନ୍ଦୁକକୁ ଧରି ନେଲେ। ଉଷ ସଦାପ୍ରଭୁଙ୍କୁ ଯଥା ସମ୍ମାନ ପ୍ରଦର୍ଶନ ନ କରିବାରୁ ସଦାପ୍ରଭୁ ତାଙ୍କ ଉପରେ ରାଗିଲେ ଓ ତାଙ୍କୁ ଆଘାତ କଲେ [a] । ଉଷ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ପାଖରେ ମୃତ୍ୟୁବରଣ କଲେ। ସଦାପ୍ରଭୁ ଉଷକୁ ମାରି ଦେଇଥିବାରୁ ଦାଉଦ ବ୍ୟତିବ୍ୟସ୍ତ ହେଲେ ଓ ସେହି ସ୍ଥାନର ନାମ “ପେରସ୍ଉଷ” ରଖିଲେ। ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନାମ ପେରସ୍ଉଷ ରହିଅଛି।

ସେହି ଦିନ ଦାଉଦ ସଦାପ୍ରଭୁଙ୍କୁ ଭୟ କଲେ। ଦାଉଦ ଭାବିଲେ, “ମୁଁ କିପରି ପ୍ରଭୁଙ୍କର ପବିତ୍ର ସିନ୍ଦୁକକୁ ମୋ’ ପାଖକୁ ଆଣିବି।” 10 ତେଣୁ ଦାଉଦ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକକୁ ଦାଉଦ ନଗରକୁ ଆଣିଲେ ନାହିଁ। ଦାଉଦ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକକୁ ନେଇ ଗାଥ୍‌ର ଓବେଦଇଦୋମର ଗୃହରେ ରଖିଲେ। 11 ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ସେଠାରେ ତିନି ମାସ ରହିଲା। ସଦାପ୍ରଭୁ ଓବେଦଇଦୋମ ଓ ତାଙ୍କର ପରିବାରକୁ ଆଶୀର୍ବାଦ କଲେ।

12 ତା’ପରେ ଲୋକମାନେ ଦାଉଦକୁ କହିଲେ, “ଓବେଦଇଦୋମ, ତା’ର ପରିବାର ଓ ତା’ର ନିଜର ସବୁକିଛି ସଦାପ୍ରଭୁଙ୍କ ଆଶୀର୍ବାଦ ପାଇଛନ୍ତି କାରଣ ସେଠାରେ ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ଅଛି।” ତେଣୁ ଦାଉଦ ଓବେଦଇଦୋମଙ୍କ ଘରୁ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକକୁ ଦାଉଦ ନଗରକୁ ଆଣିବାକୁ ଗଲେ। ସେ ଆନନ୍ଦିତ ଓ ଉଲ୍ଲସିତ ହୋଇ ଏହା କଲେ। 13 ଯେଉଁ ଲୋକମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ବହିଥିଲେ ସେମାନେ ଛଅ ପାହୁଣ୍ଡ ଆସିଲା ପରେ ସେଠାରେ ଅଟକିଲେ ଓ ଦାଉଦ ସେଠାରେ ଏକ ଗୋରୁ ବଳି ଦେଲେ ଓ ଏକ ମୋଟା ବାଛୁରି ମଧ୍ୟ ବଳି ଦେଲେ। 14 ଦାଉଦ ଏକ ଶୁକ୍ଳ ଏଫୋଦ ପିନ୍ଧିଥିଲେ। ସଦାପ୍ରଭୁଙ୍କ ସମ୍ମୁଖରେ ତାଙ୍କର ସମସ୍ତ ସାମର୍ଥ୍ୟ ସହ ନାଚୁଥିଲେ।

15 ଏହିପରି ଭାବରେ ଦାଉଦ ଓ ଇସ୍ରାଏଲୀୟମାନେ ଆନନ୍ଦ ଉଲ୍ଲାସରେ ଜୟଧ୍ୱନି କରି ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ନଗର ମଧ୍ୟକୁ ନେଇ ଆସିଲେ। 16 ଶାଉଲଙ୍କ ଝିଅ ମୀଖଲ ଝରକାରେ ଗ୍ଭହିଁ ଥିଲେ। ଯେତେବେଳେ ସେ ଦେଖିଲେ, ପବିତ୍ର ସିନ୍ଦୁକ ଦାଉଦ ନଗରକୁ ଆସିଲା, ଏବଂ ସେ ଯେତେବେଳେ ଦେଖିଲେ ଦାଉଦ ନିଜେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ସମ୍ମୁଖରେ ନାଚୁଛନ୍ତି, ସେ ବ୍ୟତିବ୍ୟସ୍ତ ହେଲେ। ସେ ହୃଦୟରେ ତାଙ୍କୁ ତୁଚ୍ଛ ବୋଲି ଭାବିବାକୁ ଲାଗିଲେ।

17 ଦାଉଦ ପବିତ୍ର ସିନ୍ଦୁକ ରଖିବା ପାଇଁ ଏକ ତମ୍ବୁ ତିଆରି କଲେ ଓ ସଦାପ୍ରଭୁଙ୍କର ପବିତ୍ର ସିନ୍ଦୁକକୁ ନେଇ ସେହି ତମ୍ବୁ ମଧ୍ୟରେ ରଖିଲେ। ତା’ପରେ ଦାଉଦ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।

18 ଦାଉଦ ହୋମବଳି ଏବଂ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ସାରିଲା ପରେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନାମରେ ଲୋକମାନଙ୍କୁ ଆଶୀର୍ବାଦ କଲେ। 19 ଦାଉଦ ମଧ୍ୟ ଇସ୍ରାଏଲର ସମସ୍ତ ସ୍ତ୍ରୀ ଓ ପୁରୁଷ ଲୋକମାନଙ୍କୁ ଏକ ଏକ ଖଣ୍ତ ରୋଟୀ, ଏକ ଏକ ଅଂଶ ମାଂସ ଓ ଏକ ଏକ ଶୁଷ୍କ ଦ୍ରାକ୍ଷା ଦେଲେ ଓ ତା’ପରେ ଲୋକମାନେ ସ୍ୱଗୃହକୁ ପ୍ରତ୍ୟାବର୍ତ୍ତନ କଲେ।

ମୀଖଲ ରାଜା ଦାଉଦଙ୍କୁ ଗାଳି ଦେଲେ

20 ଦାଉଦ ଆଶୀର୍ବାଦ ଦେବାକୁ ନିଜର ଘରକୁ ଗଲେ, କିନ୍ତୁ ଶାଉଲଙ୍କ କନ୍ୟା ମୀଖଲ ବାହାରକୁ ଆସି ତାଙ୍କୁ ସାକ୍ଷାତ କଲେ ଓ କହିଲେ, “ଆଜି ଇସ୍ରାଏଲର ରାଜା ନିଜକୁ ନିଜେ ସମ୍ମାନ କଲେ ନାହିଁ। ତୁମ୍ଭେ ତୁମ୍ଭର ଦାସୀମାନଙ୍କ ସମ୍ମୁଖରେ ଲୁଗା କାଢ଼ି ପକାଇଲ। ତୁମ୍ଭେ ଜଣେ ନିର୍ବୋଧପରି କାର୍ଯ୍ୟ କଲ, ଯିଏ ନିଜର ବସ୍ତ୍ର ବିନା ଲଜ୍ଜାରେ କାଢ଼ି ପକାଏ।”

21 ତା’ପରେ ଦାଉଦ ମୀଖଲକୁ କହିଲେ, “ତାହାତ ସଦାପ୍ରଭୁଙ୍କ ସମ୍ମୁଖରେ ହେଲା। ସେତ ତୁମ୍ଭ ପିତା ଓ ତାଙ୍କର ସମସ୍ତ ବଂଶ ଅପେକ୍ଷା ସଦାପ୍ରଭୁଙ୍କ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ରୂପେ ନିଯୁକ୍ତି କରିବାକୁ ମୋତେ ମନୋନୀତ କରିଛନ୍ତି। ଏହି ହେତୁ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ କରିବି। 22 ମୁଁ ଏପରିକି ଏହାଠାରୁ ଆହୁରି ମର୍ଯ୍ୟାଦାହୀନ ଓ ନିଜକୁ ଅପମାନିତ କରିବି। ତା’ପରେ ତୁମ୍ଭେ ଯେଉଁ ଦାସୀମାନଙ୍କ ବିଷୟରେ କହିଲ, ମୋତେ ସମ୍ମାନ କରିବେ ଓ ମୋ’ ପାଇଁ ଗର୍ବ ଅନୁଭବ କରିବେ।”

23 ଏହି ଯୋଗୁଁ ଶାଉଲଙ୍କର କନ୍ୟା ମୀଖଲଙ୍କର କୌଣସି ସନ୍ତାନ ନ ଥିଲା। ସେ ମୃତ୍ୟୁ ପର୍ଯ୍ୟନ୍ତ ନିସନ୍ତାନ ଥିଲେ।

ଦାଉଦ ଏକ ମନ୍ଦିର ନିର୍ମାଣ କରିବାକୁ ଗ୍ଭହିଁଲେ

ଏହା ପରେ ଦାଉଦ, ଯେତେବେଳେ ନୂତନ ଗୃହକୁ ଗମନ କଲେ, ସଦାପ୍ରଭୁ ତାଙ୍କୁ ତାଙ୍କର ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କଠାରୁ ଶାନ୍ତି ପ୍ରଦାନ କଲେ। ରାଜା ଦାଉଦ ଭବିଷ୍ୟ‌ଦ୍‌ବକ୍ତା ନାଥନଙ୍କୁ କହିଲେ, “ଦେଖ ମୁଁ ଏବେ ଏରସ ନିର୍ମିତ କାଠ ଘରେ ବାସ କରୁଅଛି କିନ୍ତୁ ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ସେହି ତମ୍ବୁ ତଳେ ରହି ଅଛି। ଆମ୍ଭେମାନେ ପବିତ୍ର ସିନ୍ଦୁକ ପାଇଁ ଏକ ସୁନ୍ଦର ପ୍ରାସାଦ ତିଆରି କରିବା କଥା।”

ନାଥନ ରାଜା ଦାଉଦଙ୍କୁ କହିଲେ, “ତୁମ୍ଭର ଯାହା ଇଚ୍ଛା ତାହା କର, କାରଣ ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି।”

କିନ୍ତୁ ସେହି ରାତ୍ରିରେ ସଦାପ୍ରଭୁଙ୍କର ବାର୍ତ୍ତା ନାଥନଙ୍କ ନିକଟକୁ ଆସିଲା: ଏହା ଥିଲା,

“ତୁମ୍ଭେ ଯାଅ ଓ ମୋର ଦାସ ଦାଉଦଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହିଛନ୍ତି। ତୁମ୍ଭେ ମୋର ବାସସ୍ଥାନ ଗୃହ ନିର୍ମାଣ କରିବାକୁ ଉଦ୍ଧିଷ୍ଟ ବ୍ୟକ୍ତି ନୁହଁ। ମୁଁ ଇସ୍ରାଏଲୀୟ ସନ୍ତାନଗଣକୁ ମିଶରରୁ ବାହାର କରି ଆଣିବାଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହିଁ। ମାତ୍ର ମୁଁ ଏକ ତମ୍ବୁ ମଧ୍ୟରେ ଯାତାୟାତ କଲି। ମୁଁ ସମୁଦାୟ ଇସ୍ରାଏଲ ସନ୍ତାନ ସହିତ ଯେ ସବୁ ସ୍ଥାନକୁ ଗମନାଗମନ କଲି, ମୁଁ ମୋର ଇସ୍ରାଏଲର ଏହିପରି କୌଣସି ପରିବାରବର୍ଗ ମୋ’ ପାଇଁ ଏରସ କାଠରେ ଏକ ସୁନ୍ଦର ଗୃହ ନିର୍ମାଣ କରିବାକୁ କହି ନାହିଁ।’

“ତେଣୁ ଏବେ ତୁମ୍ଭେ ମୋ’ ଦାସ ଦାଉଦକୁ ଏପରି କୁହ, ‘ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହନ୍ତି, ମୁଁ ତୁମ୍ଭକୁ ଆଣିଲି। ଯେତେବେଳେ ତୁମ୍ଭେ ଗ୍ଭରଣଭୂମିରେ ମେଷପଲଗୁଡ଼ିକ ପଛରେ ଅନୁସରଣ କରୁଥିଲ। ମୁଁ ତୁମ୍ଭକୁ ମୋର ଇସ୍ରାଏଲୀୟ ଲୋକମାନଙ୍କ ଉପରେ ନେତା କରିବା ପାଇଁ ନେଇ ଆସିଲି। ଏହା ପରେ ତୁମ୍ଭେ ଯେଉଁ ସ୍ଥାନକୁ ଗଲ, ମୁଁ ତୁମ୍ଭ ସହିତ ଗଲି ଓ ତୁମ୍ଭର ସମସ୍ତ ଶତ୍ରୁମାନଙ୍କୁ ଧ୍ୱଂସ କଲି ଏବଂ ମୁଁ ତୁମ୍ଭକୁ ପୃଥିବୀର ବିଖ୍ୟାତ ଲୋକମାନଙ୍କ ମଧ୍ୟରୁ ଜଣେ କରିବି। 10-11 ମୁଁ ମୋର ଇସ୍ରାଏଲୀୟ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ମନୋନୀତ କଲି ଏବଂ ସେଠାରେ ସେମାନଙ୍କୁ ସ୍ଥାପିତ କଲି। ଏବଂ ସେମାନଙ୍କୁ ଗୋଟିଏ ସ୍ଥାନରୁ ଅନ୍ୟ ଗୋଟିଏ ସ୍ଥାନକୁ ଯିବାକୁ ପଡ଼ିବ ନାହିଁ। ପୂର୍ବରୁ ମୁଁ ବିଗ୍ଭରକଗଣଙ୍କୁ ପଠାଇ ଅଛି। ଅତୀତରେ ମନ୍ଦ ଲୋକମାନେ ତୁମ୍ଭମାନଙ୍କୁ ଅସୁବିଧାରେ ପକାଉଥିଲେ, କିନ୍ତୁ ତାହା ଆଉ କେବେ ହେବ ନାହିଁ। ପରମେଶ୍ୱର ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସମସ୍ତ ଶତ୍ରୁମାନଙ୍କଠାରୁ ଆଶ୍ୱସ୍ତି କରିବେ। ଆଉ ସଦାପ୍ରଭୁ କହନ୍ତି, ସେ ତୁମ୍ଭମାନଙ୍କ ବଂଶରୁ ଓ ପରିବାରରୁ ରାଜାଗଣ କରିବେ [b]

12 “‘ଯେତେବେଳେ ତୁମ୍ଭେ ମୃତ୍ୟୁବରଣ କରିବ, ତୁମ୍ଭକୁ ତୁମ୍ଭର ପୂର୍ବପୁରୁଷମାନଙ୍କ ମଧ୍ୟରେ କବର ଦିଆଯିବ। ତା’ପରେ ମୁଁ ତୁମ୍ଭର ଔରଷରୁ ରାଜା କରିବି ଏବଂ ତାଙ୍କର ରାଜ୍ୟ ସ୍ଥାପନ କରିବି। 13 ସେ ମୋ’ ନାମରେ ଏକ ମନ୍ଦିର ନିର୍ମାଣ କରିବ। ଏବଂ ମୁଁ ତା’ର ରାଜ୍ୟକୁ ଚିରଦିନ ପାଇଁ ଶକ୍ତିଶାଳୀ କରିବି। 14 ମୁଁ ତା’ର ପିତା ହେବି ଓ ସେ ମୋର ପୁତ୍ର ହେବ। ଯେତେବେଳେ ସେ ପାପ କରେ ମୁଁ ତାକୁ ଦଣ୍ତ ଦେବି, ଯେପରି ଲୋକମାନେ ସେମାନଙ୍କର ପୁତ୍ରମାନଙ୍କୁ ଦଣ୍ତ ଦିଅନ୍ତି। 15 ମୁଁ କେବେ ତା’ ପ୍ରତି ମୋର କରୁଣା ଓ ପ୍ରେମ ବନ୍ଦ କରିବି ନାହିଁ। ମୁଁ ଶାଉଲଠାରୁ ମୋର ପ୍ରେମ ଓ କରୁଣା ଦୂର କଲି, କିନ୍ତୁ ମୁଁ ତୁମ୍ଭକୁ ସେପରି କରିବି ନାହିଁ। 16 ତୁମ୍ଭ ପରିବାର ଓ ତୁମ୍ଭ ରାଜତ୍ୱ ଓ ତୁମ୍ଭ ସମ୍ମୁଖରେ ଅନନ୍ତକାଳ ସ୍ଥିରିକୃତ ହେବ। ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।’”

17 ନାଥନ ଏ ସମସ୍ତ ବାକ୍ୟ ଦର୍ଶନ ଅନୁସାରେ ସେ ପରମେଶ୍ୱରଙ୍କର ବାକ୍ୟଗୁଡ଼ିକ ଅନୁସାରେ ଦାଉଦଙ୍କୁ କହିଲେ।

ଦାଉଦ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲେ

18 ତା’ପରେ ରାଜା ଦାଉଦ ସଦାପ୍ରଭୁଙ୍କ ସମ୍ମୁଖକୁ ଯାଇ ବସିଲେ ଏବଂ କହିଲେ,

ସଦାପ୍ରଭୁ ମୋର ପ୍ରଭୁ, “କାହିଁକି ମୁଁ ତୁମ୍ଭ ପକ୍ଷରେ ଏତେ ଗୁରୁତ୍ୱପୂର୍ଣ୍ଣ? କାହିଁକି ମୋର ପରିବାର ଏତେ ଗୁରୁତ୍ୱପୂର୍ଣ୍ଣ? କାହିଁକି ମୋତେ ଏତେ ଗୁରୁତ୍ୱପୂର୍ଣ୍ଣ କରିଛ? 19 ସଦାପ୍ରଭୁ ମୋର ମୁନିବ, କେବଳ ମୁଁ ଜଣେ ତୁମ୍ଭର ସେବକ। ତଥାପି ତୁମ୍ଭେ ମୋର ଭବିଷ୍ୟଦ୍ ବଂଶଧର ପ୍ରତି ଏହି ସହାନୁଭୁତି ବାକ୍ୟ କହିଲ। ସଦାପ୍ରଭୁ ମୋର ପ୍ରଭୁ, ତୁମ୍ଭେ ସର୍ବଦା ଏପରି ଲୋକମାନଙ୍କୁ କୁହ ନାହିଁ, କୁହ କି? 20 ଏଣୁ ଦାଉଦ ତୁମ୍ଭକୁ ଆଉ କ’ଣ କହିପାରେ? କାରଣ ହେ ପ୍ରଭୁ, ତୁମ୍ଭେ ଆପଣା ଦାସକୁ ଜାଣୁ ଅଛ। 21 ତୁମ୍ଭେ ତୁମ୍ଭର ସେବକ ପାଇଁ ଏହିସବୁ ମହାନ କାର୍ଯ୍ୟ କରିବ କାରଣ ତୁମ୍ଭେ ତାହା କରିବା ପାଇଁ ଇଚ୍ଛା ଓ ପ୍ରତିଜ୍ଞା କରିଅଛ। ଏବଂ ତୁମ୍ଭେ ଏହି ବିଷୟ ଜାଣିବା ନିମନ୍ତେ ମୋତେ ନିର୍ଦ୍ଧାରଣ କରିଅଛ। 22 ହେ! ପରମେଶ୍ୱର, ତୁମ୍ଭେ ମହାନ। ତୁମ୍ଭପରି ଅନ୍ୟ କେହି ନୁହେଁ। ତୁମ୍ଭ ବ୍ୟତୀତ ଅନ୍ୟ ପରମେଶ୍ୱର କେହି ନୁହନ୍ତି। ଆମ୍ଭେ ତାହା ଜାଣୁ, ଯେହେତୁ ଆମ୍ଭେମାନେ ତୁମ୍ଭର କାର୍ଯ୍ୟକଳାପ ବିଷୟରେ ଶୁଣିଅଛୁ।

23 “ତୁମ୍ଭର ଇସ୍ରାଏଲୀୟ ଲୋକମାନଙ୍କ ପରି ଆଉ କୌଣସି ଦେଶ ନାହିଁ। ସେମାନେ ଗୋଟିଏ ବିଶେଷ ଲୋକ ଅଟନ୍ତି। ସଦାପ୍ରଭୁ ସେମାନଙ୍କୁ ମିଶରର ଦାସତ୍ୱରୁ ମୁକ୍ତ କରିଅଛନ୍ତି, ତାଙ୍କର ଲୋକ କରିବା ପାଇଁ ଏବଂ ସେମାନଙ୍କ ପାଇଁ ମହତ କର୍ମ ଓ ତୁମ୍ଭ ଦେଶ ପାଇଁ ଆଶ୍ଚର୍ଯ୍ୟ କର୍ମ କରନ୍ତି। 24 ତୁମ୍ଭେ ଇସ୍ରାଏଲର ଲୋକମାନଙ୍କୁ ଚିରଦିନ ପାଇଁ ତୁମ୍ଭର ନିଜର ଲୋକ କଲ ଏବଂ ତୁମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ହୋଇଅଛ।

25 “ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ତୁମ୍ଭର ଦାସ ବିଷୟରେ ଓ ତାହାର ପରିବାର ବିଷୟରେ ଯେଉଁ କଥା କହିଅଛ, ଦୟାକରି ତୁମ୍ଭେ ପ୍ରତିଜ୍ଞା ପୂରଣ କର। ରାଜାମାନଙ୍କର ଚିରଦିନ ପାଇଁ ମୋର ପରିବାରକୁ ଗୋଟିଏ ରାଜ ବଂଶରେ ପ୍ରତିଷ୍ଠା କର। 26 ତା’ହେଲେ ତୁମ୍ଭର ନାମ ଚିରଦିନ ପାଇଁ ସମ୍ମାନିତ ହେବ। ଲୋକମାନେ କହିବେ, ‘ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱର ଇସ୍ରାଏଲରେ ଶାସନ କରନ୍ତି। ଏବଂ ତୁମ୍ଭର ସେବକ ଦାଉଦର ବଂଶଧର ତୁମ୍ଭର ସେବା କରିବାରେ ଶକ୍ତିଶାଳୀ ହୁଅନ୍ତୁ।’

27 “ତୁମ୍ଭ ସକାଶେ, ସର୍ବଶକ୍ତିମାନ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ଏହା ମୋତେ ପ୍ରକାଶ କରିଛନ୍ତି। ତୁମ୍ଭେ କହିଲ, ‘ମୁଁ ତୁମ୍ଭର ପରିବାରକୁ ମହାନ କରିବି।’ ସେଥିପାଇଁ ମୁଁ ତୁମ୍ଭର ସେବକ, ଏହି ପ୍ରାର୍ଥନା କରିବାକୁ ତୁମ୍ଭକୁ ପ୍ରାର୍ଥନା କରୁଅଛି। 28 ହେ ସଦାପ୍ରଭୁ! ମୋର ପ୍ରଭୁ, ତୁମ୍ଭେ ହେଉଛ ପରମେଶ୍ୱର ଓ ଆପଣଙ୍କର ବାକ୍ୟ ସତ୍ୟ। ପୁଣି ନିଜେ ଆପଣ ନିଜର ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ। 29 ବର୍ତ୍ତମାନ, ମୋର ପରିବାରକୁ ଆଶୀର୍ବାଦ କର। ପରମେଶ୍ୱର, ସେମାନେ ତୁମ୍ଭର ଚିରଦିନ ସେବା କରିବା ପାଇଁ ଓ ତୁମ୍ଭ ସମ୍ମୁଖରେ ଛିଡ଼ା ହେବା ପାଇଁ ସୁଯୋଗ ଦିଅନ୍ତୁ। ହେ ସଦାପ୍ରଭୁ! ମୋର ପ୍ରଭୁ, ତୁମ୍ଭେ ଏହିସବୁ କହିଅଛ। ତୁମ୍ଭେ ମୋର ପରିବାରକୁ ଆଶୀର୍ବାଦ କଲ, ତାହା ଚିରଦିନ ପାଇଁ ରହୁ।”

ଦାଉଦ ଅନେକ ଯୁଦ୍ଧରେ ବିଜୟ ହେଲେ

ଏହା ପରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ ଓ ସେମାନଙ୍କଠାରୁ ତାଙ୍କ ରାଜଧାନୀର କର୍ତ୍ତୃତ୍ୱ ନେଲେ। ଦାଉଦ ମଧ୍ୟ ମୋୟାବକୁ ପରାସ୍ତ କଲେ। ସେ ସେମାନଙ୍କୁ ଭୂମିରେ ପଡ଼ି ରହିବା ପାଇଁ ବାଧ୍ୟ କଲେ, ସେ ସେମାନଙ୍କୁ ଏକ ଦଉଡ଼ି ଦ୍ୱାରା ଦୁଇ ଦଳରେ ବିଭକ୍ତ କଲେ। ଦୁଇ ଧାଡ଼ିର ପୁରୁଷ ଲୋକମାନଙ୍କୁ ହତ୍ୟା କରାଗଲା, କିନ୍ତୁ ତୃତୀୟ ଧାଡ଼ିଟିକୁ ଜୀବନ୍ତ ଛାଡ଼ି ଦିଆଗଲା। ତା’ପରେ ମୋୟାବୀୟମାନେ ଦାଉଦଙ୍କର ସେବକ ହେଲେ ଓ ତାକୁ କର ଦେଲେ।

ସୋବାରର ରାଜା ରହୋବର ପୁତ୍ର, ହଦଦେଷର ଫରାତ୍ ନଦୀ ନିକଟରେ ନିଜର ରାଜ୍ୟ ପୁନର୍ବାର ହସ୍ତଗତ କରିବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ। ଦାଉଦ ତା’ଠାରୁ 1700 ଅଶ୍ୱାରୋହୀ ଏବଂ 20,000 ପଦାତିକ ସୈନ୍ୟ ନେଲେ। ଦାଉଦ 100ଟି ଅଶ୍ୱ ରଖିଲେ କିନ୍ତୁ ସେ ଅନ୍ୟ ଅଶ୍ୱଗୁଡ଼ିକୁ ପଙ୍ଗୁ କରିଦେଲେ।

ଦମ୍ମେଶକର ଅରାମୀୟମାନେ ସୋବାର ହଦଦେଷର ରାଜାଙ୍କୁ ସାହାଯ୍ୟ କରିବାକୁ ଆସିଲେ। କିନ୍ତୁ ଦାଉଦ ସେହି 22,000 ଅରାମୀୟମାନଙ୍କୁ ପରାସ୍ତ କଲେ। ତା’ପରେ ଦାଉଦ ଦମ୍ମେଶକର ଅରାମ ସୀମାରେ ସୈନ୍ୟଦଳମାନଙ୍କୁ ମୁତୟନ କଲେ। ଏବଂ ଅରାମୀୟମାନେ ଦାଉଦଙ୍କର ସେବକ ହୋଇଗଲେ। ସେମାନେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ। ଏହିଭଳି ଭାବରେ ଦାଉଦ ଯେଉଁ ଆଡ଼କୁ ଗଲେ ସଦାପ୍ରଭୁ ତାଙ୍କୁ ବିଜୟୀ କଲେ।

ଦାଉଦ ହଦଦେଷର ଅଧିକାରୀମାନଙ୍କ ପାଖରେ ଥିବା ସୁବର୍ଣ୍ଣ ଢାଲଗୁଡ଼ିକ ଛଡ଼ାଇ ଆଣିଲେ। ଦାଉଦ ସେହି ସୁବର୍ଣ୍ଣ ଢାଲଗୁଡ଼ିକ ଯିରୁଶାଲମକୁ ନେଇ ଆସିଲେ। ଦାଉଦ ମଧ୍ୟ ହଦଦେଷର ସହର ବେଟହ ଓ ବେରୋଥାରୁ ବହୁତ ଦ୍ରବ୍ୟ ଓ ଅପାର ପିତ୍ତଳ ନେଇ ଆସିଲେ।

ହମାତର ରାଜା ତୋହି ଶୁଣିବାକୁ ପାଇଲେ ଯେ ଦାଉଦ ହଦଦେଷର ସମସ୍ତ ସୈନ୍ୟମାନଙ୍କୁ ପରାସ୍ତ କରିଛନ୍ତି। 10 ତେଣୁ ତୋହି ତାଙ୍କର ପୁତ୍ର ଯୋରାମକୁ ରାଜା ଦାଉଦଙ୍କୁ ଅଭ୍ୟର୍ଥନା କରିବା ପାଇଁ ଓ ଯୁଦ୍ଧରେ ହଦଦେଷର ବିରୁଦ୍ଧରେ ଜୟଲାଭ କରିଥିବାରୁ ଶୁଭେଚ୍ଛା ଜଣାଇବା ପାଇଁ ପଠାଇଲେ। ପୂର୍ବରୁ ହଦଦେଷର ତୋହି ସହିତ ଯୁଦ୍ଧରେ ରତ ଥିଲେ। ଯୋରାମ ନିଜ ସଙ୍ଗରେ ସୁନା, ରୂପା ଓ ପିତ୍ତଳ ଉପହାରମାନ ମଧ୍ୟ ଆଣିଥିଲେ। 11 ଦାଉଦ ସେସବୁ ଦ୍ରବ୍ୟକୁ ଗ୍ରହଣ କଲେ ଓ ସଦାପ୍ରଭୁଙ୍କୁ ସେଗୁଡ଼ିକୁ ଅର୍ପଣ କଲେ। ସେ ସେଗୁଡ଼ିକୁ ଅନ୍ୟ ସୁନା, ରୂପାର ଦ୍ରବ୍ୟ ପାଖରେ ରହିଲେ, ଯାହା ସେ ସଦାପ୍ରଭୁଙ୍କୁ ଅର୍ପଣ କଲେ। ଦାଉଦ ସେଗୁଡ଼ିକୁ ଯେଉଁ ଦେଶକୁ ପରାସ୍ତ କରୁଥିଲେ, ସେହି ଦେଶରୁ ଦ୍ରବ୍ୟମାନ ଆଣୁଥିଲେ। 12 ଦାଉଦ ଅରାମ, ମୋୟାବ, ଅମ୍ମୋନ, ପଲେଷ୍ଟୀୟ, ଅମାଲେକୀୟ ଏବଂ ସେ ମଧ୍ୟ ସୋବାର ରାଜା ରେହବର ପୁତ୍ର ହଦଦେଷରକୁ ପରାସ୍ତ କରିଥିଲେ। 13 ଦାଉଦ ଲବଣ ନାମକ ଉପତ୍ୟକାରେ ଅରାମୀୟମାନଙ୍କର 18,000 ସୈନ୍ୟଙ୍କୁ ବଧ କରିଥିଲେ ଓ ସେ ଯେତେବେଳେ ଘରକୁ ଫେରିଲେ ସେତେବେଳେ ବହୁତ ଖ୍ୟାତି ଅର୍ଜ୍ଜନ କରିଥିଲେ। 14 ଦାଉଦ ଦୁର୍ଗ ରକ୍ଷକ ସେନାଙ୍କୁ ଇଦୋମରେ ମୁତୟନ କଲେ। ସେ ଇଦୋମ ସାରା ବହୁତ ଦୁର୍ଗ ରକ୍ଷକ ସେନାଙ୍କୁ ମୁତୟନ କଲେ। ସମସ୍ତ ଇଦୋମୀୟଗଣ ଦାଉଦଙ୍କର ଦାସ ହେଲେ। ଦାଉଦ ଯେଉଁଠିକି ଗଲେ ସଦାପ୍ରଭୁ ତାଙ୍କୁ ବିଜୟୀ କଲେ।

ଦାଉଦଙ୍କର ଶାସନ

15 ଦାଉଦ ସମଗ୍ର ଇସ୍ରାଏଲ ଉପରେ ରାଜତ୍ୱ କଲେ। ଦାଉଦ ମଧ୍ୟ ନିଜର ସମସ୍ତ ଲୋକମାନଙ୍କ ପ୍ରତି ସୁବିଗ୍ଭର କଲେ। 16 ସରୁୟାର ପୁତ୍ର ଯୋୟାବ ସୈନ୍ୟମାନଙ୍କ ଉପରେ ପ୍ରଧାନ ଥିଲା, ଅହୀଟୂବର ପୁତ୍ର ଯିହୋଶାଫଟ୍ ମଧ୍ୟ ଇତିହାସ ଲେଖକ ଥିଲେ। 17 ଅହୀଟୂବର ପୁତ୍ର ସାଦୋକ୍ ଓ ଅବିୟାଥରର ପୁତ୍ର ଅହୀମେଲକ ଯାଜକ ଥିଲେ। ସରାୟ ଲେଖକ ଥିଲେ। 18 ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଦାୟିତ୍ୱରେ ଥିଲେ। ଏବଂ ଦାଉଦଙ୍କର ପୁତ୍ରମାନେ ମହତ୍ତ୍ୱପୂର୍ଣ୍ଣ ନେତୃବର୍ଗ [c] ଥିଲେ।

ଲୂକ ଲିଖିତ ସୁସମାଗ୍ଭର 15:1-10

ସ୍ୱର୍ଗରେ ଆନନ୍ଦ(A)

15 ଯୀଶୁଙ୍କ ଉପଦେଶ ଶୁଣିବା ପାଇଁ ଅନେକ କରଆଦାୟକାରୀ ଓ ଖରାପ ଲୋକମାନେ ଆସିବାକୁ ଲାଗିଲେ। ଏହା ଦେଖି ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ଅଭିଯୋଗ କରିବାକୁ ଆରମ୍ଭ କଲେ, “ଦେଖ, ଏହି ବ୍ୟକ୍ତି (ଯୀଶୁ) ପାପୀ ଲୋକମାନଙ୍କୁ ସ୍ୱାଗତ କରୁଛନ୍ତି ଓ ଏପରିକି ସେମାନଙ୍କ ସହିତ ଖାଉଛନ୍ତି।”

ଯୀଶୁ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ: “ମନେକର ତୁମ୍ଭମାନଙ୍କ ଭିତରୁ ଜଣକର ଶହେଟି ମେଣ୍ଢା ଅଛି, କିନ୍ତୁ ସେଥିରୁ ଗୋଟିଏ ହଜିଗଲା। ତେବେ ସେ ଅନେଶ୍ୱତ ମେଣ୍ଢାଙ୍କୁ ଏକୁଟିଆ ଛାଡ଼ିଦେଇ ହଜି ଯାଇଥିବା ମେଣ୍ଢାଟିକୁ ଖୋଜିବା ପାଇଁ ବାହାରି ପଡ଼ିବ ଓ ତାକୁ ପାଇବା ପର୍ଯ୍ୟନ୍ତ ସେ ଖୋଜିବାକୁ ଲାଗିବ। ମେଣ୍ଢାଟି ପାଇଗଲେ ସେ ବହୁତ ଖୁସୀ ହେବ। ସେ ମେଣ୍ଢାଟିକୁ କାନ୍ଧରେ ବସାଇ ଘରକୁ ଆଣିବ। ସେ ତା’ ବନ୍ଧୁ ଓ ପଡ଼ୋଶୀମାନଙ୍କ ପାଖକୁ ଯାଇ କହିବ, ମୁଁ ମୋର ହଜି ଯାଇଥିବା ମେଣ୍ଢାଟି ପାଇ ଯାଇଛି। ମୁଁ ଅତ୍ୟନ୍ତ ଆନନ୍ଦିତ। ଆସ, ମୋ’ ସହିତ ତୁମ୍ଭେମାନେ ଆନନ୍ଦ କର। ସେହିଭଳି ମୁଁ ତୁମ୍ଭମାନଙ୍କୁ କହୁଛି, ଯେତେବେଳେ ଜଣେ ପାପୀ ତା’ ହୃଦୟ ପରିବର୍ତ୍ତନ କରିଥାଏ, ସେତେବେଳେ ସ୍ୱର୍ଗରେ ଅଧିକ ଆନନ୍ଦ ହୁଏ। ଯେଉଁ ଲୋକମାନଙ୍କ ହୃଦୟ ପରିବର୍ତ୍ତନର ଆବଶ୍ୟକ ନାହିଁ, ଏପରି ଅନେଶ୍ୱତ ଧାର୍ମିକ ଲୋକଙ୍କ ଅପେକ୍ଷା ଗୋଟିଏ ପାପୀ ଲୋକର ହୃଦୟ ପରିବର୍ତ୍ତନ ହେଲେ ଅଧିକ ଆନନ୍ଦ ହୁଏ।

“ମନେକର ଜଣେ ସ୍ତ୍ରୀଲୋକର ଦଶଟି ରୂପା ମୁଦ୍ରା ଅଛି। କିନ୍ତୁ ସେଥିରୁ ଗୋଟିଏ ହଜିଗଲା। ତେବେ ସେହି ସ୍ତ୍ରୀଲୋକଟି ଆଲୁଅ ଲଗେଇ ଘର ସାରା ଭଲ କରି ଓଳେଇ ପକେଇବ ଓ ରୂପା ମୁଦ୍ରାଟି ନ ପାଇବା ପର୍ଯ୍ୟନ୍ତ ଗ୍ଭରିଆଡ଼େ ଖୋଜିବ। ହଜି ଯାଇଥିବା ରୂପାମୁଦ୍ରାଟି ପାଇଗଲେ ସେ ତା’ ବନ୍ଧୁ ଓ ପଡ଼ୋଶୀମାନଙ୍କୁ ଡାକି କହିବ, ‘ମୁଁ ବହୁତ ଆନନ୍ଦିତ। କାରଣ ମୋର ହଜି ଯାଇଥିବା ରୂପା ମୁଦ୍ରାଟି ମିଳିଗଲା। ଆସ, ମୋ’ ସହିତ ଆନନ୍ଦ କର।’ 10 ସେହିଭଳି ଜଣେ ପାପୀ ତା’ ହୃଦୟ ପରିବର୍ତ୍ତନ କଲେ, ପରମେଶ୍ୱରଙ୍କ ଦୂତମାନେ ବହୁତ ଆନନ୍ଦିତ ହୁଅନ୍ତି।”

Oriya Bible: Easy-to-Read Version (ERV-OR)

2010 by World Bible Translation Center