Old/New Testament
ଦାଉଦଙ୍କର ଶେଷ ବାକ୍ୟ
23 ଏଗୁଡ଼ିକ ଦାଉଦଙ୍କର ଶେଷ କଥା,
“ଯିଶୀର ପୁତ୍ର ଦାଉଦ କହନ୍ତି
ଏହି ବ୍ୟକ୍ତିକୁ ପରମେଶ୍ୱର ମହାନ କରିଛନ୍ତି
ଏବଂ ଯିଏ କି ଯାକୁବଙ୍କର ପରମେଶ୍ୱର ଅଭିଷିକ୍ତ
ଏବଂ ଯିଏ ଇସ୍ରାଏଲର ସୁମଧୁର ଗାୟକ କହନ୍ତି,
2 ମୋ’ ଦ୍ୱାରା ସଦାପ୍ରଭୁଙ୍କ ଆତ୍ମା କହିଲେ,
ଓ ତାଙ୍କର ବାକ୍ୟ ମୋ’ ଜିହ୍ୱାରେ ଥିଲା।
3 ଇସ୍ରାଏଲର ପରମେଶ୍ୱର କହିଲେ,
ଇସ୍ରାଏଲର ଶୈଳ ମୋତେ କହିଲେ,
‘ଯେଉଁ ବ୍ୟକ୍ତି ନ୍ୟାୟ ଭାବରେ ଲୋକମାନଙ୍କୁ ଶାସନ କରେ,
ଯିଏ ସଦାପ୍ରଭୁଙ୍କ ଭୟରେ ଓ ଭକ୍ତିରେ ଶାସନ କରେ।
4 ଏହି ଲୋକ ଉଦିତ ସୂର୍ଯ୍ୟରେ ଦୀପ୍ତି ତୁଲ୍ୟ ଉଜ୍ଜ୍ୱଳମାନ ହେବ।
ସେ ଲୋକ ବାଦଲ ବିହୀନ ପ୍ରଭାତ ତୁଲ୍ୟ,
ବୃଷ୍ଟି ହୋଇଯାଇଥିବା ଆକାଶ ତୁଲ୍ୟ,
ଯେଉଁ ବୃଷ୍ଟି ସୂକ୍ଷ୍ମ ଘସାକୁ ବଢ଼ାଏ।’
5 “ପରମେଶ୍ୱର ମୋର ପରିବାରକୁ ଶକ୍ତିଶାଳୀ
ଓ ସୁରକ୍ଷିତ କରିଛନ୍ତି ଏବଂ ଚିରଦିନ ପାଇଁ ମୋ’ ସହିତ ଏକ ନିୟମ କରିଛନ୍ତି।
ଏହି ନିୟମଟି ସଦାପ୍ରଭୁଙ୍କ ଦ୍ୱାରା ସୁରକ୍ଷିତ।
ସେ ମୋତେ ପ୍ରତ୍ୟେକ ଥର ବିଜୟ ଦେବେ ଓ ମୁଁ ଯାହା ଆଶା କରୁଅଛି ଦେବେ।
6 “କିନ୍ତୁ ସମସ୍ତ ମନ୍ଦ ଲୋକମାନେ କଣ୍ଟା ତୁଲ୍ୟ।
ସାଧାରଣତଃ ଲୋକମାନେ ସେମାନଙ୍କର ହାତରେ କଣ୍ଟା ଧରନ୍ତି ନାହିଁ,
ମାତ୍ର ସେମାନଙ୍କୁ ଦୂରକୁ ଫିଙ୍ଗିଦିଅନ୍ତି।
7 ମାତ୍ର ଯେଉଁ ଲୋକ ତାକୁ ସ୍ପର୍ଶ କରିବ,
ଲୌହ ଓ କାଠର ବର୍ଚ୍ଛାଦଣ୍ଡରେ ସେମାନେ ଆଘାତ ପ୍ରାପ୍ତ ହେବ।
ହଁ ସେଗୁଡ଼ିକ କଣ୍ଟା ତୁଲ୍ୟ।
ସେଗୁଡ଼ିକ ନିଆଁରେ ପୋଡ଼ାଯିବ।”
ତିନି ମହାଯୋଦ୍ଧା
8 ଦାଉଦ କହିଲେ ଏଗୁଡ଼ିକ ସେହି ସାହସୀ ବ୍ୟକ୍ତିମାନଙ୍କର ତାଲିକା, ଯେଉଁମାନେ ଦାଉଦଙ୍କର ଥିଲେ।
ତଖୋମନୀୟ ଯାବେଶ୍ ବଶେବତ୍ ବିଶେଷତଃ ଦଳର ମୁଖ୍ୟ ଥିଲେ। ସେ ଏକ କାଳୀନ 800 ଲୋକକୁ ବର୍ଚ୍ଛାରେ ବଧ କରିଥିଲା।
9 ତା’ପରେ ଅହୋହୀୟ ବଂଶଜ ଦୋଦୟର ପୁତ୍ର ଇଲିୟାସର, ଦାଉଦଙ୍କ ସଙ୍ଗେ ଥିବା ତିନି ଜଣ ଶକ୍ତିଶାଳୀ ବୀରଙ୍କ ମଧ୍ୟରେ ଜଣେ ଥିଲା, ଯେତେବେଳେ ସେମାନେ ପଲେଷ୍ଟୀୟମାନଙ୍କୁ ମୁକାବୁଲା କଲେ, ସେମାନେ ଦାଉଦଙ୍କ ସହିତ ଥିଲେ। ସେମାନେ ଯୁଦ୍ଧ ପାଇଁ ଏକତ୍ରିତ ହେଲେ କିନ୍ତୁ ଇସ୍ରାଏଲ ଲୋକମାନେ ଦୌଡ଼ି ପଳାଇଲେ। 10 ସେ ଉଠିଲେ ଏବଂ ତାଙ୍କର ହସ୍ତ କ୍ଳାନ୍ତ ହେବା ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆକ୍ରମଣ କଲେ। କିନ୍ତୁ ସେ ଖଣ୍ତାଟିକୁ ଶକ୍ତ ଭାବରେ ଧରି ଯୁଦ୍ଧ କରିବା ଗ୍ଭଲୁ ରଖିଲେ। ପୁଣି ସେହି ଦିନ ସଦାପ୍ରଭୁ ଏକ ବିରାଟ ଜୟ କରାଇଲେ ଏବଂ ଲୋକମାନେ ତାଙ୍କୁ ଲୁଣ୍ଠନ କରିବାକୁ ଅନୁସରଣ କଲେ।
11 ତା’ପରେ ହରାରୀୟ ଆଗିର ପୁତ୍ର ଶମ୍ମ ସେଠାରେ ଥିଲା ସମୟରେ ପଲେଷ୍ଟୀୟମାନେ କୌଣସି ମସୂର ପୂର୍ଣ୍ଣ କ୍ଷେତ୍ର ନିକଟରେ ଏକତ୍ର ଦଳବଦ୍ଧ ହୋଇଥିଲେ। କିନ୍ତୁ ଲୋକମାନେ ପଲେଷ୍ଟୀୟମାନଙ୍କ ଆଗରୁ ପଳାୟନ କଲେ। 12 କିନ୍ତୁ ଶମ୍ମ କ୍ଷେତ୍ର ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲା ଓ ପଲେଷ୍ଟୀୟମାନଙ୍କୁ ବଧ କଲା। ତହିଁରେ ସଦାପ୍ରଭୁ ମହାଜୟ ସାଧନ କଲେ।
13 ତା’ପରେ ରାଜାଙ୍କର ବିଶେଷ ଦଳର ତିନି ଜଣ ଲୋକ ଶସ୍ୟଅମଳ ସମୟରେ ଗଲେ ଓ ଅଦୁଲ୍ଲମ ଦାଉଦଙ୍କ ନିକଟକୁ ଗଲେ। ସେତେବେଳେ ପଲେଷ୍ଟୀୟମାନଙ୍କ ସୈନ୍ୟ ରଫାୟୀମ ତଳ ଭୂମିରେ ଛାଉଣି ସ୍ଥାପନ କରିଥିଲେ।
14 ଅନ୍ୟ ସମୟରେ ଦାଉଦ ଦୁର୍ଗରେ ଥିଲେ ଓ ପଲେଷ୍ଟୀୟମାନଙ୍କ ପ୍ରହରୀ ସୈନ୍ୟଦଳ ବୈଥ୍ଲେହମରେ ଥିଲେ। 15 ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ କେହି ବୈଥ୍ଲେହମରେ ନଗରଦ୍ୱାର ନିକଟସ୍ଥ କୂଅରୁ ଜଳ ଦିଅନ୍ତା କି।” 16 ତହିଁରେ ସେହି ତିନି ବୀର ରାସ୍ତାରେ ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବୈଥ୍ଲେହମ ନଗରଦ୍ୱାର ନିକଟସ୍ଥ କୂଅରୁ ପାଣି ଆଣିଲେ। ମାତ୍ର ସେ ତହିଁରୁ ପିଇବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହାକୁ ଢାଳି ଦେଲେ। 17 ଦାଉଦ କହିଲେ, “ହେ ସଦାପ୍ରଭୁ, ମୁଁ ନିଶ୍ଚୟ ଏହି ପାଣି ପିଇବି ନାହିଁ। ଏହା ସେହି ମଣିଷର ରକ୍ତ ପିଇବା ପରି ହେବ, ଯେଉଁମାନେ ମୋ’ ପାଇଁ ସେମାନଙ୍କ ପାଇଁ ଉତ୍ସର୍ଗ କରିଦେଲେ।” ଏଥିପାଇଁ ଦାଉଦ ପାଣି ପିଇବା ପାଇଁ ମନା କରିଥିଲେ। ଏହିପରି କର୍ମ ସେହି ତିନି ବୀର କରିଥିଲେ।
ଅନ୍ୟ ସାହସିକ ସୈନ୍ୟ
18 ସେହି ତିନି ଜଣଙ୍କ ମଧ୍ୟରେ ସରୁୟାର ପୁତ୍ର ଯୋୟାବ, ଯୋୟାବର ଭ୍ରାତା ଅବୀଶୟ ମୁଖ୍ୟ ଥିଲେ। ସେ 300 ଲୋକ ବିରୁଦ୍ଧରେ ନିଜର ବର୍ଚ୍ଛା ଉଠାଇ ସେମାନଙ୍କୁ ହତ୍ୟା କରିଥିଲା। ଏଣୁ ସେ ଏହି ତିନିଙ୍କ ମଧ୍ୟରେ ବିଖ୍ୟାତ ହେଲା। 19 ସେ ଏହି ତିନିଙ୍କ ମଧ୍ୟରେ ପ୍ରସିଦ୍ଧ ଥିଲା। ଏହି ହେତୁ ସେ ସେମାନଙ୍କର ସେନାପତି ହେଲା। ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା।
20 ତା’ପରେ ସେଠାରେ ଜଣେ ଯିହୋୟାଦାର ପୁତ୍ର ବନାୟ ଥିଲା। ସେ ଥିଲେ ଜଣେ ପରାକ୍ରମଶାଳୀ ବିକ୍ରମି ପୁରୁଷର ପୁତ୍ର। ସେ କବ୍ସେଲୀୟର ଅଧିବାସୀ ଥିଲା। ବନାୟ ବହୁତ ସାହସିକ କାର୍ଯ୍ୟ କରିଥିଲା। ସେ ମୋୟାବୀୟ ଅରୀୟଲର ଦୁଇ ପୁତ୍ରଙ୍କୁ ବଧ କଲା। ଦିନେ ଏକ ସମୟରେ ଯେତେବେଳେ ବରଫ ପଡ଼ୁଥିଲା, ବନାୟ ଏକ ଗୁମ୍ଫାରେ ଏକ ସିଂହକୁ ହତ୍ୟା କଲା। 21 ବନାୟ ଏକ ମିସ୍ରୀୟ ମହାପୁରୁଷଙ୍କୁ ହତ୍ୟା କଲା। ସେହି ମିସ୍ରୀୟ ହାତରେ ଏକ ବର୍ଚ୍ଛା ଥିଲା କିନ୍ତୁ ବନାୟର ହାତରେ ଏକ ଯଷ୍ଟି ଥିଲା, ବନାୟ ତା’ର ହାତରୁ ବର୍ଚ୍ଛା ଛଡ଼ାଇ ଆଣିଲା ଓ ତା’ର ବର୍ଚ୍ଛାରେ ତାକୁ ବଧ କଲା। 22 ଯିହୋୟାଦାର ପୁତ୍ର ବନାୟ ଏହିପରି ସାହସିକ କାର୍ଯ୍ୟମାନ କଲା ଏବଂ ସେ ଏହି ତିନି ବୀରମାନଙ୍କ ମଧ୍ୟରେ ବିଖ୍ୟାତ ଥିଲା। 23 ବନାୟ ତିରିଶ୍ ଜଣ ବୀର ଅପେକ୍ଷା ଅଧିକ ବିଖ୍ୟାତ ଥିଲା। ତଥାପି ସେ ପ୍ରଥମ ତିନି ଜଣ ବୀରଙ୍କ ତୁଲ୍ୟ ନ ଥିଲା। ଆଉ ଦାଉଦ ତାକୁ ନିଜର ପ୍ରହରୀ ଦଳ ଉପରେ ନିଯୁକ୍ତି କଲେ।
ତିରିଶ୍ ଜଣ ମହା ଯୋଦ୍ଧା
24 ଯୋୟାବର ଭ୍ରାତା ଅସାହେଲ୍ ଉକ୍ତ ତିରିଶ୍ ଜଣ ମଧ୍ୟରେ ଜଣେ ଥିଲା। ସେହି ତିରିଶ୍ ଜଣ ବୀରମାନଙ୍କ ମଧ୍ୟରେ ବୈଥ୍ଲେହମସ୍ଥ ଦୋଦୟର ପୁତ୍ର ଇଲ୍ହାନନ୍ ଥିଲା।
25 ହରୋଦୀୟ ଶମ୍ମ,
ହରୋଦୀୟ ଇଲୀକା,
26 ପଲ୍ଟୀୟ ହେଲସ୍,
ତକୋୟୀୟ ଇକ୍କୋଶର ପୁତ୍ର ଈରା,
27 ଅନାଥୋତୀୟ ଅବୀୟେଷର,
ହୂଶାତୀୟ ମବୁନ୍ନୟ,
28 ଅହୋହୀୟ ସଲ୍ମୋନ୍, ନଟୋଫାତୀୟରୁ ମହରୟ,
29 ନଟୋଫାତୀୟ ବାନାର ପୁତ୍ର ହେଲବ,
ବିନ୍ୟାମୀନ ବଂଶୀୟ ଗିବିୟା ନିବାସୀ ରୀବୟର ପୁତ୍ର ଇତ୍ତୟ।
30 ପିରିୟାଥୋନୀୟ ବନାୟ,
ଗାଶ୍-ନଦୀତୀର ନିବାସୀ ହିଦ୍ଦୟ,
31 ଅର୍ବତୀୟ ଅବିୟଲ୍ବୋନ,
ବରହୂମୀୟ ଅସ୍ମାବତ୍
32 ଶାଲ୍ବୋନୀୟ ଇଲିୟହବା,
ଯାଶେନର ପୁତ୍ରଗଣ,
ଯୋନାଥନ 33 ହରାରୀୟ ଶମ୍ମ,
ଅରାରୀୟ ଶାରରର ପୁତ୍ର ଅହୀୟାମ,
34 ମାଖାତୀୟର ପୌତ୍ର ଅହସ୍ବୟର ପୁତ୍ର ଇଲୀଫେଲଟ୍,
ଗୀଲୋନୀୟ ଅହୀଥୋଫଲର ପୁତ୍ର ଇଲୀୟାମ,
35 କର୍ମିଲୀୟ ହିଷ୍ରୟ,
ଅର୍ବୀୟ ପାରୟ,
36 ସୋବା ନିବାସୀ ନାଥନର ପୁତ୍ର ଯିଗାଲ,
ଗାଦୀୟ ବାନୀ,
37 ଅମ୍ମୋନୀୟ ସେଲକ,
ସରୁୟାର ପୁତ୍ର ଯୋୟାବର ଅସ୍ତ୍ରବାହକ ବରୋତୀୟ ନହରୟ,
38 ଇଥ୍ରୀୟ ଈରା,
ଇଥ୍ରୀୟ ଗାରେବ୍,
39 ହିତ୍ତୀୟ ଊରିୟ,
ସର୍ବସୁଦ୍ଧା ସଇଁତିରିଶ୍ ଜଣ।
ଦାଉଦ ତାଙ୍କର ସୈନ୍ୟମାନଙ୍କୁ ଗଣନା କରିବା ପାଇଁ ନିଷ୍ପତ୍ତି ନେଲେ
24 ସଦାପ୍ରଭୁ ପୁନ୍ନରାୟ ଇସ୍ରାଏଲୀୟମାନଙ୍କ ଉପରେ କ୍ରୋଧାନ୍ୱିତ ହେଲେ। ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲୀୟମାନଙ୍କ ବିରୁଦ୍ଧରେ କାର୍ଯ୍ୟ କରେଇଲେ। ତେଣୁ ଦାଉଦ ଆଦେଶ ଦେଲେ, “ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।”
2 ରାଜା ଦାଉଦ ତାଙ୍କର ସେନାପତି ଯୋୟାବକୁ ଡାକି କହିଲେ, “ତୁମ୍ଭେମାନେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଇସ୍ରାଏଲର ସମସ୍ତ ବଂଶ ଦେଇ ଭ୍ରମଣ କରି ଲୋକମାନଙ୍କୁ ଗଣନା କର। ତାହାହେଲେ ମୁଁ ଲୋକମାନଙ୍କର ସଂଖ୍ୟା ଜାଣି ପାରିବି।”
3 କିନ୍ତୁ ଯୋୟାବ ରାଜାଙ୍କୁ କହିଲେ, “ଏବେ ଯେତେ ଲୋକ ଅଛନ୍ତି ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ସେମାନଙ୍କୁ 100 ଗୁଣ ବୃଦ୍ଧି କରାନ୍ତୁ ଓ ମୋ’ ପ୍ରଭୁ ମହାରାଜାଙ୍କ ଚକ୍ଷୁ ତାହା ଦେଖୁ। କାହିଁକି ରାଜା ସେହି କାର୍ଯ୍ୟ କରିବାକୁ ଗ୍ଭହାନ୍ତି?”
4 ରାଜା ଦାଉଦ ଗୁରୁତର ସହକାରେ ଆଦେଶ ଦେଲେ ଯୋୟାବ ଓ ତାଙ୍କର ସେନାଧ୍ୟକ୍ଷଙ୍କୁ, ଲୋକମାନଙ୍କୁ ଗଣିବା ପାଇଁ। ତେଣୁ ଯୋୟାବ ଓ ସେନାଧ୍ୟକ୍ଷମାନେ ରାଜାଙ୍କ ପାଖରୁ ଇସ୍ରାଏଲ ଲୋକମାନଙ୍କୁ ଗଣନା କରିବାକୁ ଗଲେ। 5 ସେମାନେ ଯର୍ଦ୍ଦନ ନଦୀ ପାର ହୋଇ ଗଲେ। ସେମାନେ ଅରୋୟେରରେ ସେନା ଛାଉଣି ପକାଇଲେ। ସେମାନଙ୍କର ଛାଉଣି ସହରର ଦକ୍ଷିଣ ପାର୍ଶ୍ୱରେ ରହିଲା। ସହରଟି ଗାଦ୍ ଉପତ୍ୟକାର ମଧ୍ୟରେ ଅବସ୍ଥିତ ଥିଲା, ଯାହାକି ଯାସେର ପର୍ଯ୍ୟନ୍ତ ବିସ୍ତୃତ ଥିଲା।
6 ତା’ପରେ ସେମାନେ ପୂର୍ବରେ ଥିବା ଗିଲିୟଦ୍କୁ ଓ ତହତୀମ୍ ହଦ୍ଶି ଦେଶକୁ ଗଲେ। ତା’ପରେ ସେମାନେ ବୁଲି ସୀଦୋନକୁ ଆସିଲେ। 7 ସେମାନେ ସୋର ଗଡ଼ରେ ଓ ହିବ୍ବୀୟମାନଙ୍କ ଓ କିଣାନୀୟମାନଙ୍କ ସମସ୍ତ ନଗରରେ ପହଞ୍ଚିଲେ। ସେମାନେ ବେର୍ଶେବାରେ ଯିହୁଦାର ଦକ୍ଷିଣାଞ୍ଚଳକୁ ବାହାରି ଗଲେ। 8 ଏହା ତାଙ୍କୁ 9ମାସ 20ଦିନ ସମୟ ଲାଗିଲା। ଏହା ପରେ ସେମାନେ ଯିରୁଶାଲମକୁ ଫେରି ଆସିଲେ।
9 ଯୋୟାବ ରାଜାଙ୍କୁ ଗଣନାର ଚିଠା ଦେଲେ। ଇସ୍ରାଏଲରେ ଖଡ଼୍ଗଧାରୀ 800,000 ବଳବାନ ଲୋକ ଓ ଯିହୁଦାର 500,000 ଲୋକ ଥିଲେ।
ସଦାପ୍ରଭୁ ଦାଉଦଙ୍କୁ ଦଣ୍ତମାନ ଦେଲେ
10 ଏହା ପରେ ଦାଉଦ ଲୋକମାନଙ୍କୁ ଗଣନା କଲାପରେ ତାଙ୍କର ହୃଦୟ ଦୁଃଖପୂର୍ଣ୍ଣ ହେଲା। ଦାଉଦ ସଦାପ୍ରଭୁଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଛି। ହେ ସଦାପ୍ରଭୁ, ମୁଁ ଆପଣଙ୍କୁ ବିନୟ କରୁଅଛି, ନିଜ ଦାସର ପାପ କ୍ଷମା କର। କାରଣ ମୁଁ ଅତି ମୁର୍ଖର କର୍ମ କରିଅଛି।”
11 ଯେତେବେଳେ ଦାଉଦ ପ୍ରଭାତରେ ଶଯ୍ୟା ତ୍ୟାଗ କଲେ ସେତେବେଳେ ଦାଉଦଙ୍କ ଦର୍ଶକ ଗାଦ୍ ଭବିଷ୍ୟଦ୍ବକ୍ତା ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା। 12 ସଦାପ୍ରଭୁ ଗାଦ୍କୁ କହିଲେ, “ଦାଉଦ ନିକଟକୁ ଯାଇ କୁହ, ‘ସଦାପ୍ରଭୁ ଏହିକଥା କହିଛନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖିଅଛୁ ସେଥି ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କରନ୍ତୁ। ତାହା ହିଁ ଆମ୍ଭେ ତୁମ୍ଭକୁ କରିବୁ।’”
13 ଗାଦ୍ ଦାଉଦଙ୍କ ନିକଟକୁ ଯାଇ କହିଲେ, “ଏହି ତିନୋଟି ମଧ୍ୟରୁ ଗୋଟିକୁ ବାଛ।
1, ତୁମ୍ଭ ପାଇଁ, ତୁମ୍ଭ ଦେଶ ପାଇଁ ସାତ ବର୍ଷ ଦୁର୍ଭିକ୍ଷ ହେବ।
2, ତୁମ୍ଭ ଶତ୍ରୁମାନେ ତୁମ୍ଭ ପଛେ ପଛେ ତିନି ମାସ ପର୍ଯ୍ୟନ୍ତ ଗୋଡ଼ାଇବେ।
3, ତିନି ଦିନ ପର୍ଯ୍ୟନ୍ତ ତୁମ୍ଭ ଦେଶରେ ମହାମାରୀ ହେବ।
ଏହିସବୁ କଥା ବିଷୟରେ ଭାବ ଏବଂ ଏହି ତିନି କଥାରୁ ଗୋଟିକୁ ବାଛ। ଏବଂ ମୁଁ ସଦାପ୍ରଭୁଙ୍କୁ ତୁମ୍ଭର ପସନ୍ଦ ଜଣାଇ ଦେବି। ଯେହେତୁ ସଦାପ୍ରଭୁ ମୋତେ ତୁମ୍ଭ ନିକଟକୁ ପଠାଇଛନ୍ତି।”
14 ଦାଉଦ ଗାଦ୍କୁ କହିଲେ, “ମୁଁ କି ଅସୁବିଧାରେ ପଡ଼ିଗଲି। କିନ୍ତୁ ସଦାପ୍ରଭୁ ହେଉଛନ୍ତି ଦୟାପୂର୍ଣ୍ଣ, ସଦାପ୍ରଭୁ ଦଣ୍ତ ଦିଅନ୍ତୁ, କିନ୍ତୁ ମଣିଷ ହାତରେ ଦଣ୍ତ ନ ଦିଅନ୍ତୁ।”
15 ତେଣୁ ସଦାପ୍ରଭୁ ଇସ୍ରାଏଲକୁ ମହାମାରୀ ପଠାଇଲେ। ଏହି ପ୍ରତ୍ୟୁଷରୁ ଆରମ୍ଭ ହୋଇ ନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ଗ୍ଭଲୁ ରହିଲା। ତେଣୁ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ 70,000 ଲୋକ ମୃତ୍ୟୁବରଣ କଲେ। 16 ଦୂତ ଯିରୁଶାଲମକୁ ଧ୍ୱଂସ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କଲେ। କିନ୍ତୁ ସଦାପ୍ରଭୁ ଏକର୍ମ ପାଇଁ ଦୁଃଖ ପ୍ରକାଶ କଲେ। ସଦାପ୍ରଭୁ ଦୂତଙ୍କୁ କହିଲେ, “ଯେଉଁ ଲୋକମାନଙ୍କୁ ମାରିଅଛ ତାହା ଯଥେଷ୍ଟ, ତୁମ୍ଭ ହସ୍ତ ନତ କର।” ଏହି ସମୟରେ ସେହି ଦୂତ ଯିବୂଷୀୟ ଅରୌଣାରେ ଶସ୍ୟ ମର୍ଦ୍ଦନ ସ୍ଥାନ ନିକଟରେ ଥିଲେ।
ଦାଉଦ ଅରୌଣାର ଶସ୍ୟ ମର୍ଦ୍ଦନ ସ୍ଥାନକୁ କିଣିଲେ
17 ପୁଣି ଦାଉଦ ସେହି ସଂହାରକ ଦୂତକୁ ଦେଖି ସଦାପ୍ରଭୁଙ୍କୁ କହିଲେ, “ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି। ମାତ୍ର ଏହି ମେଷଗଣ କ’ଣ କଲେ? ବିନୟ କରୁଅଛି ତୁମ୍ଭ ହସ୍ତ ମୋ’ ପ୍ରତିକୂଳରେ ଓ ମୋ’ ପିତୃଗୃହର ପ୍ରତିକୂଳରେ ହେଉ।”
18 ସେହି ଦିନ ଗାଦ୍ ଦାଉଦଙ୍କ ନିକଟକୁ ଯାଇ ତାହାଙ୍କୁ କହିଲା, “ଯାଅ, ଯିବୂଷୀୟ ଅରୌଣାର ଶସ୍ୟ ମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କର।” 19 ତେଣୁ ଦାଉଦ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗାଦ୍ର ବାକ୍ୟନୁସାରେ ଉଠି ଗଲେ। 20 ସେତେବେଳେ ଅରୌଣା ଅନାଇ ଦେଖିଲା ଯେ ରାଜ୍ୟ ଓ ତାଙ୍କର ଦାସମାନେ ତାଙ୍କ ଆଡ଼କୁ ଆସୁ ଅଛନ୍ତି। ତହିଁରେ ଅରୌଣା ବାହାରେ ଆସି ରାଜାଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା। 21 ପୁଣି ଅରୌଣା ପଗ୍ଭରିଲା, “ମୋ’ ପ୍ରଭୁ ମହାରାଜ ଆପଣା ଦାସ ନିକଟକୁ କି କାରଣରେ ଆସିଲେ?” ସଦାପ୍ରଭୁଙ୍କ ପାଇଁ ବେଦି ତିଆରି କରିବାକୁ ମୁଁ ତୁମ୍ଭର ଖଳାର ଭୂମି କିଣିବାକୁ ଆସିଅଛି। ତା’ପରେ ମହାମାରୀ ବନ୍ଦ ହେବ।
ତହିଁରେ ଦାଉଦ କହିଲେ, “ଲୋକମାନଙ୍କ ମଧ୍ୟରୁ ଯେମନ୍ତ ମହାମାରୀ ନିବୃତ୍ତ ହେବ। ଏଥିପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବ। କାରଣ ତୁମ୍ଭଠାରୁ ଶସ୍ୟ ମର୍ଦ୍ଦନ ସ୍ଥାନ କିଣିବାକୁ ଆସିଲି।”
22 ତହୁଁ ଅରୌଣା ଦାଉଦଙ୍କୁ କହିଲା, “ମୋ’ ପ୍ରଭୁ ମହାରାଜା ଆପଣଙ୍କୁ ଯାହା ଭଲ ଲାଗେ ତାହା ଦେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଉତ୍ସର୍ଗ କରନ୍ତୁ। ଦେଖନ୍ତୁ ହୋମବଳି ନିମନ୍ତେ ଏହି ବୃଷକୁ ଓ କାଠ ନିମନ୍ତେ ଏହି ଶସ୍ୟ ମର୍ଦ୍ଦନ ଯନ୍ତ୍ର ସଜ୍ଜ ଅଛି। 23 ହେ ମହାରାଜ, ଅରୌଣା ଏ ସମସ୍ତ ମହାରାଜାଙ୍କୁ ଦେଉଅଛି।” ପୁଣି ଅରୌଣା ରାଜାଙ୍କୁ କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କୁ ଗ୍ରହଣ କରନ୍ତୁ।”
24 ତହିଁରେ ରାଜା ଅରୌଣାକୁ କହିଲେ, “ନା, ମୁଁ ଅବଶ୍ୟ ମୂଲ୍ୟ ଦେଇ ତୁମ୍ଭଠାରୁ ଏସବୁ କିଣିବି ଆଉ ମୁଁ ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବିନା ମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।”
ତହୁଁ ଦାଉଦ ପଗ୍ଭଶ୍ ଶେକଲ ରୂପାରେ ସେହି ଶସ୍ୟ ମର୍ଦ୍ଦନ ସ୍ଥାନ ଓ ବୃଷ ସବୁ କିଣିଲେ। 25 ପୁଣି ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥ ବଳି ଓ ଶାନ୍ତି ନୈବେଦ୍ୟ ଉତ୍ସର୍ଗ କଲେ।
ତହିଁରେ ସଦାପ୍ରଭୁ ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ। ପୁଣି ଇସ୍ରାଏଲ ମଧ୍ୟରୁ ମହାମାରୀ ନିବୃତ୍ତ ହେଲା।
ଜଖିୟ
19 ଯୀଶୁ ଯିରୀହୋ ନଗର ଦେଇ ଯାଉଥିଲେ। 2 ଯିରୀହୋରେ ଜଖିୟ ବୋଲି ଜଣେ ଲୋକ ଥିଲେ। ସେ ଜଣେ ପ୍ରଧାନ କରଆଦାୟକାରୀ ଥିଲେ ଓ ସେ ବହୁତ ଧନୀ ଥିଲେ। 3 ସେ ଯୀଶୁଙ୍କୁ ଦେଖିବାକୁ ଗ୍ଭହୁଁଥିଲେ। ଆହୁରି ମଧ୍ୟ ଅନେକ ଲୋକ ଯୀଶୁଙ୍କୁ ଦେଖିବାକୁ ଗ୍ଭହୁଁଥିଲେ। ଜଖିୟ ଏତେ ବାଙ୍ଗରା ଥିଲେ ଯେ, ଲୋକଙ୍କ ଭିତରେ ଥାଇ ଯୀଶୁଙ୍କୁ ଦେଖି ପାରିବା ସମ୍ଭବ ନ ଥିଲା। 4 ତେଣୁ ଯେଉଁବାଟେ ଯୀଶୁ ଆସିବେ ବୋଲି ସେ ଜାଣିଥିଲେ, ସେଭଳି ଗୋଟିଏ ସ୍ଥାନକୁ ସେ ଦୌଡ଼ିଗଲେ। ଯୀଶୁଙ୍କୁ ଦେଖି ପାରିବା ପାଇଁ ସେ ଗୋଟିଏ ଡିମ୍ବିରିଗଛରେ ଚଢ଼ିଗଲେ।
5 ଯୀଶୁ ସେହି ସ୍ଥାନକୁ ଆସିଲେ। ସେ ଉପରକୁ ଗ୍ଭହିଁଲେ, ସେ ଜଖିୟଙ୍କୁ ଗଛ ଉପରେ ଦେଖିଲେ। ଯୀଶୁ ତାହାଙ୍କୁ କହିଲେ, “ଜଖିୟ! ଶୀଘ୍ର ତଳକୁ ଆସ, ମୁଁ ଆଜି ନିଶ୍ଚୟ ତୁମ୍ଭ ଘରେ ରହିବି।”
6 ତା’ପରେ ଜଖିୟ ଖୁବ୍ ଶୀଘ୍ର ତଳକୁ ଓହ୍ଲାଇ ଆସିଲେ। ଅତ୍ୟନ୍ତ ଖୁସୀରେ ସେ ଯୀଶୁଙ୍କୁ ନିଜ ଘରେ ସ୍ୱାଗତ କଲେ। 7 ସମସ୍ତେ ଏ କଥା ଦେଖିଲେ। ସେମାନେ ଅଭିଯୋଗ କରିବାକୁ ଆରମ୍ଭ କଲେ, “ଦେଖ, କେଉଁ ଭଳି ଲୋକ ସହିତ ଯୀଶୁ ରହୁଛନ୍ତି। ଜଖିୟ ଗୋଟିଏ ପାପୀ।”
8 ଜଖିୟ ପ୍ରଭୁଙ୍କୁ କହିଲେ, “ମୁଁ ଭଲ କାମ କରିବାକୁ ଇଚ୍ଛା କରୁଛି। ମୁଁ ମୋ’ ଧନର ଅଧା ଗରିବଙ୍କୁ ବାଣ୍ଟି ଦେବି। ମୁଁ ଯଦି କାହାରିକୁ ଠକିଥାଏ, ତେବେ ସେହି ଲୋକକୁ ଗ୍ଭରି ଗୁଣ ଧନ ଫେରାଇ ଦେବି।”
9 ଯୀଶୁ କହିଲେ, “ଏ ଲୋକଟି ପ୍ରକୃତରେ ଜଣେ ଭଲ ମଣିଷ। ସେ ଅବ୍ରହାମଙ୍କର ଉପଯୁକ୍ତ ସନ୍ତାନ। ତେଣୁ ଆଜି ସେ ନିଜ ପାପରୁ ଉଦ୍ଧାର ପାଇଗଲେ। 10 ମନୁଷ୍ୟପୁତ୍ର ହଜି ଯାଇଥିବା ଲୋକମାନଙ୍କୁ ଖୋଜିବାକୁ ଓ ସେମାନଙ୍କୁ ରକ୍ଷା କରିବାକୁ ଆସିଛନ୍ତି।
ପରମେଶ୍ୱର ଯାହା ଦିଅନ୍ତି ତାହା ଉପଯୁକ୍ତ ଭାବରେ ବ୍ୟବହାର କର(A)
11 ଯୀଶୁ ଯିରୁଶାଲମର ପାଖାପାଖି ଆସିଗଲେ। କେତେକ ଲୋକ ଭାବିଲେ ଯେ ପରମେଶ୍ୱରଙ୍କ ରାଜ୍ୟ ଶୀଘ୍ର ଆସିଯିବ। 12 ଲୋକମାନେ ଏହି କଥା ଭାବୁଥିବା ଯୀଶୁ ଜାଣି ପାରିଲେ। ତେଣୁ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତଟି କହିଲେ: “ଜଣେ ଅତି ମାନ୍ୟଗନ୍ୟ ବ୍ୟକ୍ତି ରାଜା ହେବା ପାଇଁ କୌଣସି ଏକ ଦୂର ରାଜ୍ୟକୁ ଯିବାକୁ ପ୍ରସ୍ତୁତ ହେଉଥିଲେ। ତା’ପରେ ସେ ଫେରି ଆସି ନିଜ ଲୋକମାନଙ୍କ ଉପରେ ଶାସନ କରିବାକୁ ଯୋଜନା କଲେ। 13 ସେ ନିଜର ଦଶ ଜଣ ଗ୍ଭକରଙ୍କୁ ଡାକିଲେ। ସେ ପ୍ରତ୍ୟେକ ଗ୍ଭକରଙ୍କୁ ଗୋଟିଏ ଗୋଟିଏ ଟଙ୍କା ଥଳି ଦେଲେ। ସେ କହିଲେ, ‘ମୁଁ ଫେରିବା ପର୍ଯ୍ୟନ୍ତ ଏହି ଟଙ୍କାରେ ବ୍ୟବସାୟ କର।’ 14 ସେହି ବ୍ୟକ୍ତିଙ୍କୁ ସେ ରାଜ୍ୟର ନାଗରିକମାନେ ଘୃଣା କରୁଥିଲେ। ତେଣୁ ସେମାନେ ତାହାଙ୍କ ପଛରେ ଦଳେ ଲୋକଙ୍କୁ ସେଠାକୁ ପଠାଇଲେ। ସେଠାକୁ ଯାଇ ଏହି ଦଳର ଲୋକମାନେ କହିଲେ, ‘ଆମ୍ଭେ ଗ୍ଭହୁଁନା ଯେ, ସେହି ବ୍ୟକ୍ତି ଆମ୍ଭମାନଙ୍କର ରାଜା ହୁଅନ୍ତୁ।’
15 “ତଥାପି ସେ ରାଜା ହୋଇଗଲେ। ତା’ପରେ ସେ ଘରକୁ ଫେରି ଆସିଲେ। ତା’ପରେ ସେ କହିଲେ, ‘ଯେଉଁ ଗ୍ଭକରମାନଙ୍କୁ ମୁଁ ମୋର ଟଙ୍କା ଦେଇଥିଲି ସେମାନଙ୍କୁ ଡାକ, ମୁଁ ଜାଣିବାକୁ ଗ୍ଭହୁଁଛି ଯେ, ସେହି ଟଙ୍କାରେ ସେମାନେ ଆଉ କେତେ ଅଧିକ ଲାଭ କରିଛନ୍ତି।’ 16 ପ୍ରଥମେ ଗ୍ଭକର ଜଣକ ଆସି କହିଲା, ‘ଆଜ୍ଞା, ଆପଣ ମୋତେ ଦେଇଥିବା ଟଙ୍କା ଥଳିଟିକୁ ବ୍ୟବହାର କରି ମୁଁ ଦଶ ଥଳି ଅଧିକ ଟଙ୍କା ଅର୍ଜନ କରିଛି।’ 17 ରାଜା ଗ୍ଭକରମାନଙ୍କୁ କହିଲେ, “ବହୁତ ଭଲ କଥା। ତୁମ୍ଭେ ଜଣେ ଭଲ ଗ୍ଭକର। ତୁମ୍ଭକୁ ଛୋଟ ଛୋଟ ବିଷୟରେ ବିଶ୍ୱାସ କରାଯାଇ ପାରିବ ବୋଲି ମୁଁ ଜାଣୁଛି। ତେଣୁ ମୁଁ ତୁମ୍ଭକୁ ମୋର ଦଶଟି ନଗର ଶାସନ କରିବାକୁ ଦେବି।’
18 “ଦ୍ୱିତୀୟ ଗ୍ଭକରଟି ଆସିଲା ଓ କହିଲା, ‘ଆଜ୍ଞା, ଆପଣ ଦେଇଥିବା ଟଙ୍କା ଥଳିକୁ ବ୍ୟବହାର କରି ପାଞ୍ଚ ଥଳି ଟଙ୍କା ଅର୍ଜନ କରିଛି।’ 19 ରାଜା ସେହି ଗ୍ଭକରଟିକୁ କହିଲେ, ‘ତୁମ୍ଭେ ପାଞ୍ଚୋଟି ନଗର ଉପରେ ଶାସନ କରିବ।’
20 “ତା’ପରେ ଅନ୍ୟ ଗ୍ଭକରଟି ଭିତରକୁ ଆସିଲା। ସେ ରାଜାଙ୍କୁ କହିଲା, ‘ଆଜ୍ଞା, ଏହି ଆପଣଙ୍କ ଟଙ୍କା ଥଳି। ମୁଁ ଖଣ୍ଡେ କନାରେ ଏହାକୁ ଗୁଡ଼ାଇ ରଖିଥିଲି। 21 ଆପଣ ଜଣେ କଠୋର ବ୍ୟକ୍ତି ହୋଇଥିବାରୁ ମୁଁ ଆପଣଙ୍କୁ ଭୟ କରିଥିଲି। ଏପରିକି ଆପଣ ନିଜେ ଅର୍ଜନ କରି ନ ଥିବା ଟଙ୍କା ନେଇଥା’ନ୍ତି ଓ ନିଜେ ଉତ୍ପନ୍ନ କରି ନ ଥିବା ଖାଦ୍ୟଶସ୍ୟ ସଂଗ୍ରହ କରିଥା’ନ୍ତି।’
22 “ତା’ପରେ ରାଜା ସେହି ଗ୍ଭକରକୁ କହିଲେ, ‘ତୁମ୍ଭେ ଜଣେ ଦୁଷ୍ଟ ଗ୍ଭକର। ତୁମ୍ଭେ ମୋ’ ପ୍ରତି ବ୍ୟବହାର କରିଥିବା ଭାଷାରେ ମୁଁ ତୁମ୍ଭରି ବିଗ୍ଭର କରିବି। ତୁମ୍ଭେ କହିଛ ଯେ, ମୁଁ ଜଣେ କଠୋର ବ୍ୟକ୍ତି। ପୁଣି କହିଛ ଯେ ମୁଁ ଅର୍ଜନ ନ କରି ଟଙ୍କା ନିଏ ଓ ଉତ୍ପନ୍ନ ନ କରି ମଧ୍ୟ ଖାଦ୍ୟଶସ୍ୟ ସଂଗ୍ରହ କରେ।’ 23 ଯଦି ଏ କଥା ସତ୍ୟ, ତେବେ ତୁମ୍ଭେ ମୋ’ ଟଙ୍କା ବ୍ୟାଙ୍କରେ ଜମା ରଖି ପାରିଥା’ନ୍ତ ତା’ହେଲେ ମୁଁ ଫେରି ଆସିଲା ବେଳକୁ ମୋ’ ଟଙ୍କାରେ କିଛି ସୁଧ ଅର୍ଜ୍ଜନ କରାଯାଇ ପାରିଥା’ନ୍ତା 24 ସେଠାରେ ରହି ଏସବୁ ଦେଖୁଥିବା ଲୋକମାନଙ୍କୁ ରାଜା କହିଲେ, ‘ଏ ଗ୍ଭକର ପାଖରୁ ଟଙ୍କା ଥଳିଟି ନେଇ ଯାଇ ଦଶ ଥଳି ଟଙ୍କା ଅର୍ଜନ କରିଥିବା ଗ୍ଭକରକୁ ଦେଇଦିଅ।”
25 “ଲୋକମାନେ ରାଜାଙ୍କୁ କହିଲେ, “କିନ୍ତୁ ଆଜ୍ଞା, ସେ ଗ୍ଭକରଟି ପାଖରେ ତ ଆଗରୁ ଦଶ ଥଳି ଟଙ୍କା ଅଛି।’
26 “ରାଜା କହିଲେ, ‘ଯଦି ଜଣେ ବ୍ୟକ୍ତି ତା’ ପାଖରେ ଯାହା ଅଛି ତାହାର ବ୍ୟବହାର କରେ ତେବେ ସେ ଆହୁରି ଅଧିକ ପାଇବ। କିନ୍ତୁ ଯେଉଁ ବ୍ୟକ୍ତି ତା’ ପାଖରେ ଯେତିକି ଅଛି, ତାହା ବ୍ୟବହାର କରେନି ତା’ଠାରୁ ତାହା ମଧ୍ୟ ଛଡ଼େଇ ନିଆଯିବ। 27 ବର୍ତ୍ତମାନ ମୋର ଶତ୍ରୁମାନେ କାହାନ୍ତି? ମୁଁ ସେମାନଙ୍କର ରାଜା ନ ହୁଏ ବୋଲି ଯେଉଁମାନେ ଗ୍ଭହୁଁଥିଲେ। ସେମାନେ କାହାନ୍ତି? ମୋ’ ଶତ୍ରୁମାନଙ୍କୁ ଏଠାକୁ ଆଣ। ସେମାନଙ୍କୁ ମୋ’ ଆଖି ଆଗରେ ମାରିଦିଅ।’”
2010 by World Bible Translation Center