Print Page Options
Previous Prev Day Next DayNext

Old/New Testament

Each day includes a passage from both the Old Testament and New Testament.
Duration: 365 days
Oriya Bible: Easy-to-Read Version (ERV-OR)
Version
ବଂଶାବଳୀର ପ୍ରଥମ ପୁସ୍ତକ 13-15

ନିୟମସିନ୍ଦୁକ ଫେରାଇ ଅଣାଗଲା

13 ଦାଉଦ ତାଙ୍କ ସୈନ୍ୟଦଳର ସମସ୍ତ ସେନାଧ୍ୟକ୍ଷମାନଙ୍କ ସହିତ କଥାବାର୍ତ୍ତା ହେଲେ। ଏହା ପରେ ଦାଉଦ ଇସ୍ରାଏଲର ସମସ୍ତ ଲୋକଙ୍କୁ ଏକତ୍ର କରି ଆପଣା ନିକଟକୁ ଡାକିଲେ। ସେ ସେମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ଭାବୁଛ ଯେ ଏହା ଏକ ଉତ୍ତମ ବିଷୟ ଓ ସଦାପ୍ରଭୁ ଯଦି ତାହା ହିଁ ଇଚ୍ଛା କରନ୍ତି, ତେବେ ଆସ, ଇସ୍ରାଏଲର ସମସ୍ତ ଅଞ୍ଚଳରେ ଥିବା ଆମ୍ଭମାନଙ୍କର ଭ୍ରାତାମାନଙ୍କ ନିକଟକୁ ଗୋଟିଏ ବାର୍ତ୍ତା ପ୍ରେରଣ କରିବା। ଆମ୍ଭମାନଙ୍କ ଭ୍ରାତାମାନଙ୍କ ସହିତ ସେମାନଙ୍କ ସହରରେ ଓ ସହର ନିକଟସ୍ଥ କ୍ଷେତ୍ରମାନଙ୍କରେ ବାସ କରୁଥିବା ଯାଜକ ଓ ଲେବୀୟମାନଙ୍କ ନିକଟକୁ ମଧ୍ୟ ବାର୍ତ୍ତା ପଠାଇବା। ଏହି ବାର୍ତ୍ତା ସେମାନଙ୍କୁ ଜଣାଉ ଯେ, ସେମାନେ ଆସି ଆମ୍ଭମାନଙ୍କ ସହିତ ଯୋଗ ଦିଅନ୍ତୁ। ଆମ୍ଭେମାନେ ଯିରୁଶାଲମରେ ଆମ୍ଭମାନଙ୍କ ନିକଟକୁ ନିୟମ-ସିନ୍ଦୁକକୁ ଫେରାଇ ଆଣିବା। ଶାଉଲ ରାଜା ଥିବା ସମୟରେ ଆମ୍ଭେମାନେ ନିୟମସିନ୍ଦୁକ ପ୍ରତି ଯତ୍ନଶୀଳ ହୋଇ ନାହୁଁ।” ଇସ୍ରାଏଲର ସମସ୍ତ ଲୋକ ଦାଉଦଙ୍କ ସହିତ ଏକମତ ହେଲେ। ସେମାନଙ୍କର ହୃ‌ଦ୍‌ବୋଧ ହେଲା ଯେ, ଏହା ହିଁ ଯଥାର୍ଥ କର୍ମ ଅଟେ।

ତେଣୁ ଦାଉଦ ମିଶରର ଶିୟୋରନଦୀଠାରୁ ହମାତର ସହର ପର୍ଯ୍ୟନ୍ତ ଇସ୍ରାଏଲର ଲୋକମାନଙ୍କୁ ଏକତ୍ର କଲେ। ସେମାନେ କିରିୟତ୍-ଯିୟାରୀମ ସହରରୁ ନିୟମସିନ୍ଦୁକ ଫେରାଇ ଆଣିବା ନିମନ୍ତେ ଏକତ୍ର ହେଲେ। ଦାଉଦ ଓ ତାଙ୍କ ସହିତ ଇସ୍ରାଏଲର ସମସ୍ତ ଲୋକ ଯିହୁଦାର ବାଲାକୁ ଗଲେ। ବାଲା କିରିୟତ୍-ଯିୟାରୀମର ଅନ୍ୟ ଏକ ନାମ ଅଟେ। ସେମାନେ ନିୟମସିନ୍ଦୁକ ଆଣିବା ନିମନ୍ତେ ସେଠାକୁ ଗଲେ। ସେହି ନିୟମସିନ୍ଦୁକ ସଦାପ୍ରଭୁ ପରମେଶ୍ୱରଙ୍କ ସିନ୍ଦୁକ ଅଟେ। ସେ କିରୂବ ଦୂତଗଣ ଉପରେ ବିଦ୍ୟମାନ ଥା’ନ୍ତି। ଏହି ସିନ୍ଦୁକ ହିଁ ସଦାପ୍ରଭୁଙ୍କ ନାମରେ ନାମିତ ଅଟେ।

ଲୋକମାନେ ନିୟମସିନ୍ଦୁକକୁ ଅବୀନାଦବଙ୍କ ଗୃହରୁ କାଢ଼ି ଆଣିଲେ। ସେମାନେ ତାହାକୁ ଏକ ନୂତନ ଶଗଡ଼ ଗାଡ଼ିରେ ରଖିଲେ। ଉଷ ଓ ଅହିୟୋ ସେହି ଶଗଡ଼କୁ ଚଳାଇଲେ।

ଦାଉଦ ଓ ଇସ୍ରାଏଲ ସମସ୍ତ ଲୋକ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ ଉତ୍ସବ କରୁଥିଲେ। ସେମାନେ ପରମେଶ୍ୱରଙ୍କ ପ୍ରଶଂସା କରୁଥିଲେ ଓ ସଂଗୀତମାନ ଗାନ କରୁଥିଲେ। ସେମାନେ ବୀଣା, ସାରଙ୍ଗ, ଢୋଲ, ଗିନି ଓ ତୂରୀ ବାଦ୍ୟସବୁ ବଜାଇଲେ।

ସେମାନେ କୀଦୋନସ୍ଥିତ ଶସ୍ୟ ଝାଡ଼ିବା ସ୍ଥାନକୁ ଆସିଲେ। ଶଗଡ଼ ଗାଡ଼ିକୁ ଟାଣୁଥିବା ବଳଦମାନେ ଝୁଣ୍ଟିପଡ଼ିଲେ। ଏବଂ ନିୟମସିନ୍ଦୁକ ପ୍ରାୟ ପଡ଼ିଯିବା ତୁଲ୍ୟ ହେଲା। ତେଣୁ ଉଷ ସିନ୍ଦୁକଟିକୁ ଧରିବା ନିମନ୍ତେ ନିଜର ହାତ ବଢ଼ାଇଲା। 10 ସଦାପ୍ରଭୁ ଉଷ ପ୍ରତି ଅତ୍ୟନ୍ତ କ୍ରୋଧାନ୍ୱିତ ହେଲେ। ସଦାପ୍ରଭୁ ଉଷକୁ ବଧ କଲେ, କାରଣ ସେ ସିନ୍ଦୁକକୁ ସ୍ପର୍ଶ କଲା। ତେଣୁ ଉଷ ସେହିଠାରେ ପରମେଶ୍ୱରଙ୍କ ସମ୍ମୁଖରେ ମୃତ୍ୟୁ ଭୋଗ କଲା। 11 ପରମେଶ୍ୱର ଉଷଙ୍କ ପ୍ରତି ଆପଣାର କ୍ରୋଧ ପ୍ରକାଶିତ କଲେ। ଏଥିନିମନ୍ତେ ଦାଉଦ ଅସନ୍ତୁଷ୍ଟ ହେଲେ। ସେହି ସମୟଠାରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନ “ପେରସ-ଉଷ” ନାମରେ ନାମିତ ହୋଇଅଛି।

12 ସେହି ଦିନ ଦାଉଦ ପରମେଶ୍ୱରଙ୍କୁ ଭୟ କଲେ। ଦାଉଦ କହିଲେ, “ମୁଁ ଏଠାକୁ ମୋ’ ନିକଟକୁ ନିୟମସିନ୍ଦୁକକୁ ଆଣିପାରିବି ନାହିଁ।” 13 ତେଣୁ ଦାଉଦ ନିୟମସିନ୍ଦୁକକୁ ତାଙ୍କ ସହିତ ଦାଉଦ ନଗରକୁ ନେଲେ ନାହିଁ। ସେ ନିୟମସିନ୍ଦୁକକୁ ଓବେଦ୍-ଇଦୋମର ଗୃହରେ ଛାଡ଼ିଦେଇ ଗଲେ। ଓବେଦ୍-ଇଦୋମ ଗାଥ୍ ନଗରର ଲୋକ ଥିଲେ। 14 ନିୟମସିନ୍ଦୁକ ଓବେଦ୍-ଇଦୋମଙ୍କର ପରିବାର ସହିତ ତାହାଙ୍କ ଗୃହରେ ତିନି ମାସ ରହିଲା। ସଦାପ୍ରଭୁ ଓବେଦ୍-ଇଦୋମଙ୍କର ପରିବାରକୁ ଓ ଓବେଦ୍-ଇଦୋମଙ୍କର ନିଜସ୍ୱ ସମସ୍ତ ସମ୍ପତ୍ତି ଉପରେ ଆଶୀର୍ବାଦ କଲେ।

ଦାଉଦଙ୍କ ରାଜ୍ୟ ବୃଦ୍ଧି ପାଇଲା

14 ହୀରମ୍ ସୋର ନଗରର ରାଜା ଥିଲେ। ହୀରମ୍ ଦାଉଦଙ୍କ ନିକଟକୁ ବାର୍ତ୍ତାବହକମାନଙ୍କୁ ପ୍ରେରଣ କଲେ। ହୀରମ୍ ଆହୁରି ମଧ୍ୟ ଏରସ ବୃକ୍ଷର ବଡ଼ ବଡ଼ କାଠଗଣ୍ଡି, ପଥର କଟାଳୀ ଓ ବଢ଼େଇମାନଙ୍କୁ ଦାଉଦଙ୍କ ନିକଟକୁ ପଠାଇଲେ। ଦାଉଦଙ୍କ ନିମନ୍ତେ ଏକ ଗୃହ ନିର୍ମାଣ କରିବା ନିମନ୍ତେ ହୀରମ୍ ସେମାନଙ୍କୁ ପଠାଇଲେ। ଦାଉଦ ଜାଣି ପାରିଲେ ଯେ, ସଦାପ୍ରଭୁ ତାଙ୍କୁ ଇସ୍ରାଏଲ ଉପରେ ରାଜା କରାଇଛନ୍ତି। ସଦାପ୍ରଭୁ ତାଙ୍କର ଲୋକମାନଙ୍କ, ଇସ୍ରାଏଲ ପାଇଁ ଦାଉଦଙ୍କ ରାଜ୍ୟକୁ ଏକ ବିଶାଳ ରାଜ୍ୟରେ ପରିଣତ କଲେ।

ଦାଉଦ ଯିରୁଶାଲମରେ ଆହୁରି ସ୍ତ୍ରୀମାନଙ୍କୁ ବିବାହ କଲେ। ତାଙ୍କର ଆହୁରି ପୁତ୍ର ଓ କନ୍ୟାମାନ ଜନ୍ମିଲେ। ଯିରୁଶାଲମରେ ଜନ୍ମ ହୋଇଥିବା ଦାଉଦଙ୍କର ସନ୍ତାନମାନଙ୍କର ନାମ ଏହି: ଶମ୍ମୁୟ, ଶୋବବ, ନାଥନ, ଶଲୋମନ, ଯିଭର, ଇଲୀଶୂୟ, ଇ‌ଲ୍‌ପେଲଟ୍, ନୋଗହ, ନେଫରା, ଯାଫିୟ, ଇଲୀଶମା, ବିଲିୟାଦା ଓ ଇଲୀଫେଲଟ।

ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ

ପଲେଷ୍ଟୀୟ ଲୋକମାନେ ଶୁଣିବାକୁ ପାଇଲେ ଯେ, ଦାଉଦ ଇସ୍ରାଏଲର ରାଜା ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି। ତେଣୁ ସମସ୍ତ ପଲେଷ୍ଟୀୟ ଲୋକେ ଦାଉଦଙ୍କୁ ଦେଖିବାକୁ ଗଲେ। ଦାଉଦ ତାହା ଶୁଣିଲେ। ତେଣୁ ସେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ। ପଲେଷ୍ଟୀୟମାନେ ରଫାୟିମ ଉପତ୍ୟକାରେ ବାସ କରୁଥିବା ଲୋକମାନଙ୍କୁ ଆକ୍ରମଣ କରି ସେମାନଙ୍କର ଜିନିଷପତ୍ର ଗ୍ଭେରି କରି ନେଇଗଲେ। 10 ଦାଉଦ ପରମେଶ୍ୱରଙ୍କୁ ପଗ୍ଭରିଲେ, “ମୁଁ ଯାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରିବି କି? ତୁମ୍ଭେ ମୋତେ ସେମାନଙ୍କ ଉପରେ ବିଜୟ ପ୍ରଦାନ କରିବ କି?”

ସଦାପ୍ରଭୁ ଦାଉଦଙ୍କୁ ଉତ୍ତର ଦେଲେ, “ଯାଅ, ଆମ୍ଭେ ତୁମ୍ଭକୁ ପଲେଷ୍ଟୀୟ ଲୋକଙ୍କ ଉପରେ ବିଜୟ ପ୍ରଦାନ କରାଇବା।”

11 ଏହା ପରେ ଦାଉଦ ଓ ତାଙ୍କ ଲୋକମାନେ ବାଲ୍-ପରାସୀମ ସହରକୁ ଗଲେ ଓ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ। ଦାଉଦ କହିଲେ, “ପରମେଶ୍ୱର ମୋ’ ଦ୍ୱାରା ମୋ’ ଶତ୍ରୁମାନଙ୍କୁ ବନ୍ୟା ବ୍ୟାପିବା ତୁଲ୍ୟ ଧ୍ୱଂସ କରିଅଛନ୍ତି।” ତେଣୁ ସେହି ସ୍ଥାନର ନାମ ବାଲ୍-ପରାସୀମ୍ ରଖାଗଲା। 12 ପଲେଷ୍ଟୀୟ ଲୋକମାନେ ବାଲ୍-ପରାସୀ‌‌ମ୍‌‌ଠାରେ ସେମାନଙ୍କର ପ୍ରତିମାମାନଙ୍କୁ ଛାଡ଼ି ପଳାଇଗଲେ। ସେହି ପ୍ରତିମାମାନଙ୍କୁ ଜ୍ୱଳାଇ ଦେବା ନିମନ୍ତେ ଦାଉଦ ତାଙ୍କର ଲୋକମାନଙ୍କୁ ଆଦେଶ ଦେଲେ।

ପଲେଷ୍ଟୀୟ ଲୋକଙ୍କ ଉପରେ ଆଉ ଏକ ବିଜୟ

13 ପଲେଷ୍ଟୀୟମାନେ ରଫାୟୀମ୍ ଉପତ୍ୟକାରେ ରହୁଥିବା ଲୋକମାନଙ୍କ ଉପରେ ଆଉଥରେ ଆକ୍ରମଣ କଲେ। 14 ଦାଉଦ ପରମେଶ୍ୱରଙ୍କ ନିକଟରେ ଆଉଥରେ ପ୍ରାର୍ଥନା କଲେ। ପରମେଶ୍ୱର ଦାଉଦଙ୍କ ପ୍ରାର୍ଥନାର ଉତ୍ତର ଦେଲେ। ପରମେଶ୍ୱର କହିଲେ, “ଦାଉଦ, ତୁମ୍ଭେ ଯେତେବେଳେ ଆକ୍ରମଣ କରିବ, ସେତେବେଳେ ପଲେଷ୍ଟୀୟମାନଙ୍କ ପଛେ ପଛେ ପର୍ବତ ଉପରକୁ ଯିବ ନାହିଁ। ବରଂ ସେମାନଙ୍କ ଚତୁର୍ଦ୍ଦିଗରେ ଯାଇ ତୂ‌ତ୍‌ବୃକ୍ଷ ଆଢ଼ୁଆଳରେ ନିଜକୁ ଲୁଗ୍ଭଅ। 15 ଜଣେ ଜଗୁଆଳୀକୁ ଗଛ ଉପରେ ଚଢ଼ି ଜଗି ରହିବାକୁ କୁହ। ସେ ଯୁଦ୍ଧ ଯାତ୍ରାର ଶବ୍ଦ ଶୁଣିବା ମାତ୍ରକେ ତୁମ୍ଭେ ପଲେଷ୍ଟୀୟମାନଙ୍କ ଉପରେ ଆକ୍ରମଣ କରିବ। ଆମ୍ଭେ ପରମେଶ୍ୱର, ତୁମ୍ଭ ସମ୍ମୁଖରେ ଯିବା ଓ ପଲେଷ୍ଟୀୟ ସୈନ୍ୟଦଳକୁ ପରାସ୍ତ କରିବା।” 16 ପରମେଶ୍ୱର ତାଙ୍କୁ ଯେପରି କରିବାକୁ କହିଲେ, ଦାଉଦ ଠିକ୍ ସେହିପରି କଲେ। ତେଣୁ ଦାଉଦ ଓ ତାଙ୍କର ଲୋକମାନେ ପଲେଷ୍ଟୀୟ ସୈନ୍ୟଦଳଙ୍କୁ ପରାସ୍ତ କଲେ। ସେମାନେ ଗିବିୟୋନ୍ ସହରଠାରୁ ଗେଷର୍ ସହର ପର୍ଯ୍ୟନ୍ତ ପଡ଼ିଥିବା ସାରା ପଥରେ ପଲେଷ୍ଟୀୟମାନଙ୍କୁ ବଧ କଲେ। 17 ତେଣୁ ଦାଉଦ ସବୁଦେଶରେ ବିଖ୍ୟାତ ହୋଇ ଉଠିଲେ। ସଦାପ୍ରଭୁ ସମସ୍ତ ଦେଶଗଣଙ୍କୁ ଦାଉଦଙ୍କ ପ୍ରତି ଭୟଭୀତ କରାଇଲେ।

ଯିରୁଶାଲମରେ ନିୟମସିନ୍ଦୁକ

15 ଦାଉଦ ଆପଣା ନିମନ୍ତେ ଦାଉଦ ନଗରରେ ଗୃହମାନ ନିର୍ମାଣ କଲେ। ଏହା ପରେ ସେ ନିୟମସିନ୍ଦୁକ ରଖିବା ନିମନ୍ତେ ଏକ ସ୍ଥାନ ନିର୍ମାଣ କଲେ। ସେ ସେଥି ନିମନ୍ତେ ଏକ ତମ୍ବୁ ନିର୍ମାଣ କଲେ। ଏହା ପରେ ଦାଉଦ କହିଲେ, “କେବଳ ଲେବୀୟମାନେ ନିୟମସିନ୍ଦୁକକୁ ବହି ନେଇ ପାରିବେ। କାରଣ ସଦାପ୍ରଭୁ ସେମାନଙ୍କୁ ନିୟମସିନ୍ଦୁକ ବହିନେବା ନିମନ୍ତେ ଓ ଚିରକାଳ ତାଙ୍କର ସେବା କରିବା ନିମନ୍ତେ ମନୋନୀତ କରିଅଛନ୍ତି।”

ଲେବୀୟମାନେ ନିୟମସିନ୍ଦୁକକୁ ଦାଉଦଙ୍କ ଦ୍ୱାରା ପ୍ରସ୍ତୁତ ସ୍ଥାନକୁ ବହିନେବା ସମୟରେ ଇସ୍ରାଏଲର ସମସ୍ତ ଲୋକଙ୍କୁ ଯିରୁଶାଲମରେ ଏକତ୍ରିତ ହେବା ନିମନ୍ତେ ଦାଉଦ କହିଲେ। ଦାଉଦ ହାରୋଣ ଓ ଲେବୀୟମାନଙ୍କ ବଂଶଧରମାନଙ୍କୁ ଏକତ୍ର ଡାକିଲେ।

କହାତଙ୍କ ପରିବାରବର୍ଗରୁ 120 ଜଣ ଲୋକ ଆସିଲେ। ଉରିୟେଲ ସେମାନଙ୍କର ନେତା ଥିଲେ।

ମରାରି ପରିବାରବର୍ଗରୁ 220 ଜଣ ଲୋକ ଆସିଲେ। ଅସାୟ ସେମାନଙ୍କର ନେତା ଥିଲେ।

ଗେର୍ଶୋନଙ୍କ ପରିବାରବର୍ଗରୁ 130 ଜଣ ଲୋକ ଆସିଲେ। ଯୋୟେଲ ସେମାନଙ୍କର ନେତା ଥିଲେ।

ଇଲୀଶାଫନଙ୍କ ପରିବାରବର୍ଗରୁ 200 ଜଣ ଲୋକ ଆସିଲେ। ଶମୟିୟ ସେମାନଙ୍କର ନେତା ଥିଲେ।

ହିବ୍ରୋଣଙ୍କ ପରିବାରବର୍ଗରୁ 80 ଜଣ ଲୋକ ଆସିଲେ। ଇଲୀୟେଲ ସେମାନଙ୍କର ନେତା ଥିଲେ।

10 ଉଷୀୟେଲଙ୍କ ପରିବାରବର୍ଗରୁ 112 ଜଣ ଲୋକ ଆସିଲେ। ଅମ୍ମୀନାଦବ ସେମାନଙ୍କର ନେତା ଥିଲେ।

ଦାଉଦ ଯାଜକ ଓ ଲେବୀୟମାନଙ୍କ ସହିତ କଥା ହେଲେ

11 ଏହା ପରେ ଦାଉଦ, ଯାଜକ ସାଦୋକ ଓ ଅବିୟାଥରଙ୍କୁ ଆପଣା ନିକଟକୁ ଡାକିଲେ। ଦାଉଦ ଏହିସବୁ ଯାଜକଗଣ ଓ ଲେବୀୟମାନଙ୍କୁ ମଧ୍ୟ ଡାକିଲେ: ଉରିୟେଲ, ଅସାୟ, ଯୋୟେଲ, ଶମୟିୟ, ଇଲୀୟେଲ ଓ ଅମ୍ମୀନାଦବ। 12 ଦାଉଦ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଲେବୀ ଗୋଷ୍ଠୀର ନେତା ଅଟ। ତୁମ୍ଭେ ଓ ଅନ୍ୟ ଲେବୀୟମାନେ ନିଜକୁ ପବିତ୍ର କରିବା ନିତାନ୍ତ ଆବଶ୍ୟକ। ଏହା ପରେ ମୁଁ ନିୟମସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ତୁମ୍ଭେମାନେ ତାହାକୁ ସେହି ସ୍ଥାନକୁ ଆଣିବ। 13 ନିୟମସିନ୍ଦୁକକୁ କିପରି ବହି ନେବାକୁ ହେବ, ତାହା କ’ଣ ଆମ୍ଭେ ଗତଥର ସଦାପ୍ରଭୁଙ୍କୁ ପଗ୍ଭରି ନ ଥିଲୁ? ତୁମ୍ଭେ କ’ଣ ଲେବୀୟମାନେ ତାହାକୁ ବହନ କରି ନ ଥିଲ, ସେଥିନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କୁ ଦଣ୍ଡ ଦେଲେ।”

14 ଏହା ପରେ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ନିୟମସିନ୍ଦୁକକୁ ବହି ନେଇଯିବା ନିମନ୍ତେ ଯାଜକ ଓ ଲେବୀୟମାନେ ନିଜକୁ ପବିତ୍ର କଲେ। 15 ମୋଶା ଯେଉଁପରି ଆଦେଶ ଦେଇଥିଲେ, ସେହିପରି ଭାବରେ ନିୟମସିନ୍ଦୁକକୁ ବହି ନେଇଯିବା ନିମନ୍ତେ ଲେବୀୟମାନେ ବିଶେଷ କାଷ୍ଠଦଣ୍ଡ ବ୍ୟବହାର କଲେ। ସଦାପ୍ରଭୁ ଯେଉଁପରି କହିଥିଲେ, ଠିକ୍ ସେହିପରି ସେମାନେ ନିୟମସିନ୍ଦୁକକୁ ବହି ନେଲେ।

ଗାୟକ ଦଳ

16 ଦାଉଦ, ଲେବୀୟ ନେତାମାନଙ୍କୁ ସେମାନଙ୍କ ଭ୍ରାତାଗଣ ଗାୟକମାନଙ୍କୁ ଆଣିବା ନିମନ୍ତେ କହିଲେ। ଗାୟକମାନେ ସେମାନଙ୍କର ବୀଣା, ସାରଙ୍ଗ ଓ ଗିନି ଆଣିବେ ଓ ଆନନ୍ଦରେ ଗୀତ ଗାନ କରିବେ।

17 ଏହା ପରେ ଲେବୀୟମାନେ ହେମନ ଏବଂ ତାଙ୍କ ଭ୍ରାତାଗଣ ଆସଫ ଓ ଏଥନଙ୍କୁ ଆଣିଲେ। ହେମନ ଯୋୟେଲଙ୍କ ପୁତ୍ର ଥିଲେ। ଆସଫ ବେରିଖିୟଙ୍କ ପୁତ୍ର ଥିଲେ। ଏଥନ କୁଶାୟାଙ୍କ ପୁତ୍ର ଥିଲେ। ଏହି ଲୋକମାନେ ମରାରି ପରିବାରବର୍ଗର ଥିଲେ। 18 ସେହି ଲେବୀୟମାନଙ୍କର ଆଉ ଏକ ଦ୍ୱିତୀୟ ଦଳ ମଧ୍ୟ ଥିଲେ। ସେମାନେ ଥିଲେ ଯିଖରିୟ, ବେନ, ଯାସୀୟେଲ, ଶମୀରାମୋତ, ଯିହୀୟେଲ, ଉନ୍ନିକି, ଇଲୀୟାବ, ବନାୟ, ମାସେୟ, ମତ୍ତଥିୟ, ଇଲୀଫଲେହୁ, ମି‌କ୍‌ନେୟ, ଓବେଦ-ଇଦୋମ ଓ ଯିୟୂୟେଲ। ଏହିମାନେ ଦ୍ୱାରପାଳ ଥିଲେ।

19 ଗାୟକ ହେମନ୍, ଆସଫ ଓ ଏଥନ ପିତ୍ତଳ ନିର୍ମିତ ଗିନି ବଜାଉଥିଲେ। 20 ଯିଖରିୟ, ଅସୀୟେଲ, ଶମୀରାମୋତ୍, ଯିହିୟେଲ, ଉନ୍ନି, ଇଲୀୟାବ, ମାସେୟ ଓ ବନାୟ ଆଲାମୋତ୍ [a] ବୀଣା ବଜାଉଥିଲେ। 21 ମତ୍ତଥିୟ, ଇଲୀଫଲେହୁ, ମ‌କ୍‌ନେୟ, ଓବେଦ୍-ଇଦୋମ୍, ଯିୟୂୟେଲ ଓ ଅସରିୟ ଶିମିନୀତ୍ [b] ତମ୍ବୁରା ବଜାଉଥିଲେ। ଚିରକାଳ ନିମନ୍ତେ ସେମାନଙ୍କର ଏହି କାର୍ଯ୍ୟ ଥିଲା। 22 ଲେବୀୟ ନେତା କନନିୟ ଗାୟନ ଦାୟିତ୍ୱରେ ଥିଲେ। କନନିୟ ସଙ୍ଗୀତ ବିଦ୍ୟାରେ ଅତ୍ୟନ୍ତ ପ୍ରବୀଣ ଥିବାରୁ ତାହାଙ୍କୁ ଏହି କାର୍ଯ୍ୟ ଦତ୍ତ ହୋଇଥିଲା।

23 ନିୟମସିନ୍ଦୁକକୁ ଜଗିବା ନିମନ୍ତେ ମନୋନୀତ ହୋଇଥିବା ରକ୍ଷୀମାନଙ୍କ ମଧ୍ୟରେ ଦୁଇଜଣ ଥିଲେ ବେଶଖିୟ ଓ ଇ‌ଲ୍‌କାନା। 24 ଶବନିୟ, ଯୋଶାଫଟ୍, ନଥନେଲ, ଅମାସୟ, ଯିଖରିୟ, ବନାୟ ଓ ଇଲୀୟେଷର, ଏମାନଙ୍କର କାର୍ଯ୍ୟ ଥିଲା, ନିୟମସିନ୍ଦୁକର ସମ୍ମୁଖରେ ତୂରୀ ବଜାଇବା। ଓବେଦ୍-ଇଦୋମ୍ ଓ ଯିହିୟ ନିୟମସିନ୍ଦୁକର ଦ୍ୱାରପାଳ ଥିଲେ।

25 ଦାଉଦ, ଇସ୍ରାଏଲର ପ୍ରାଚୀନବର୍ଗ ଓ ସେନାଧ୍ୟକ୍ଷମାନେ ନିୟମସିନ୍ଦୁକ ଆଣିବା ନିମନ୍ତେ ଗଲେ। ସେମାନେ ତାହାକୁ ଓବେଦ୍-ଇଦୋ‌ମ୍‌ଙ୍କ ଗୃହରୁ ନେଇଆସିଲେ। ସମସ୍ତେ ବହୁତ ଆନନ୍ଦିତ ଥିଲେ। 26 ପରମେଶ୍ୱର ନିୟମସିନ୍ଦୁକ ବହିନେଇ ଯାଉଥିବା ଲେବୀୟମାନଙ୍କୁ ସାହାଯ୍ୟ କଲେ। ସେମାନେ ସାତ ଗୋଟି ବଳଦ ଓ ସାତୋଟି ମେଣ୍ଢାକୁ ଉତ୍ସର୍ଗ କଲେ। 27 ଦାଉଦ ଓ ନିୟମସିନ୍ଦୁକ ବହୁଥିବା ସମସ୍ତ ଲେବୀୟମାନେ ଓ ଗାୟକ କିଣାନୀୟମାନେ ସୂକ୍ଷ୍ମ ନାଇଲନ୍ ବସ୍ତ୍ର ପିନ୍ଧିଥିଲେ। ଦାଉଦ ମଧ୍ୟ ଏକ ନାଇଲନ୍ ଏଫୋଦ ପିନ୍ଧିଥିଲେ।

28 ଏହିପରି, ଇସ୍ରାଏଲର ସମସ୍ତ ଲୋକ ନିୟମସିନ୍ଦୁକକୁ ନେଇଆସିଲେ। ସେମାନେ ଉଚ୍ଚସ୍ୱର କଲେ, ସେମାନେ ମେଣ୍ଢା ଶିଙ୍ଗରୁ ନିର୍ମିତ ବାଦ୍ୟ ଓ ତୂରୀ ବଜାଇଲେ, ଆହୁରି ମଧ୍ୟ ସେମାନେ ଗିନି, ସାରଙ୍ଗ ଓ ବୀଣା ବଜାଇଲେ।

29 ନିୟମସିନ୍ଦୁକ ଯେତେବେଳେ ଦାଉଦଙ୍କ ନଗରରେ ପହଞ୍ଚିଲା, ମୀଖଲ୍ ଏକ ଝରକା ଦେଇ ଅନାଇଲେ। ମୀଖଲ୍ ଶାଉଲଙ୍କ ଝିଅ ଥିଲେ। ସେ ଦେଖିଲେ ଯେ, ରାଜା ଦାଉଦ ନୃତ୍ୟ ଓ ଆନନ୍ଦ କରୁଅଛନ୍ତି। ସେ ହୃଦୟରେ ତାଙ୍କୁ ଘୃଣା କଲେ। ସେ ଭାବିଲେ, ଦାଉଦ ଏକ ମୂର୍ଖ ପରି ଆଚରଣ କରୁଅଛନ୍ତି।

ଯୋହନ ଲିଖିତ ସୁସମାଗ୍ଭର 7:1-27

ଯୀଶୁ ଓ ତାହାଙ୍କର ଭାଇମାନେ

ଏହା ପରେ ଯୀଶୁ ଗାଲିଲୀ ପ୍ରଦେଶରେ ଭ୍ରମଣ କରିବାକୁ ଲାଗିଲେ। ସେ ଯିହୂଦାରେ ଯାତ୍ରା କରିବା ପାଇଁ ଗ୍ଭହୁଁ ନ ଥିଲେ, କାରଣ ଯିହୂଦୀମାନେ ତାହାଙ୍କୁ ହତ୍ୟା କରିବା ପାଇଁ ଗ୍ଭହୁଁଥିଲେ। ଯିହୂଦୀମାନଙ୍କର ବାର୍ଷିକ କୁଟୀରବାସ ପର୍ବର ସମୟ ଆସିଲା। ତେଣୁ ଯୀଶୁଙ୍କର ଭାଇମାନେ ତାହାଙ୍କୁ କହିଲେ, “ଏ ସ୍ଥାନ ଛାଡ଼ ଓ ପର୍ବ ସକାଶେ ଯିହୂଦା ପ୍ରଦେଶକୁ ଯାଅ। ଯେପରି ତୁମ୍ଭର ଶିଷ୍ୟମାନେ ସେଠାରେ ତୁମ୍ଭେ କରୁଥିବା ଆଶ୍ଚର୍ଯ୍ୟ କାର୍ଯ୍ୟଗୁଡ଼ିକ ଦେଖି ପାରିବେ। ଯଦି କୌଣସି ଲୋକ ଗ୍ଭହେଁ ଯେ ସମସ୍ତେ ତାହାଙ୍କୁ ଜାଣନ୍ତୁ, ତେବେ ସେ ତା’ର କାର୍ଯ୍ୟସୂଚୀ ଲୁଚେଇବା ଉଚିତ୍ ନୁହେଁ। ତୁମ୍ଭେ ନିଜକୁ ଜଗତ ଆଗରେ ପ୍ରକାଶ କର। ତୁମ୍ଭେ କରୁଥିବା ଆଶ୍ଚର୍ଯ୍ୟ କାର୍ଯ୍ୟ ସବୁ ସେମାନଙ୍କୁ ଦେଖିବାକୁ ଦିଅ।” (ଯୀଶୁଙ୍କର ଭାଇମାନେ ସୁଦ୍ଧା ତାହାଙ୍କୁ ବିଶ୍ୱାସ କରୁ ନ ଥିଲେ।)

ଯୀଶୁ ତାହାଙ୍କ ଭାଇମାନଙ୍କୁ କହିଲେ, “ମୋ’ ପାଇଁ ଏପର୍ଯ୍ୟନ୍ତ ଉପଯୁକ୍ତ ସମୟ ଆସି ନାହିଁ। କିନ୍ତୁ ତୁମ୍ଭମାନଙ୍କର (ଯିବା) ପାଇଁ ସମସ୍ତ ସମୟ ଉପଯୁକ୍ତ। ସଂସାର ତୁମ୍ଭକୁ ଘୃଣା କରି ପାରିବ ନାହିଁ। ସଂସାର ମୋତେ ଘୃଣା କରେ, କାରଣ ମୁଁ ଜଗତର ଲୋକମାନଙ୍କୁ ସେମାନଙ୍କର କାର୍ଯ୍ୟଗୁଡ଼ିକ ମନ୍ଦ ବୋଲି କହେ। ତେଣୁ ତୁମ୍ଭେମାନେ ପର୍ବକୁ ଯାଅ। ମୁଁ ବର୍ତ୍ତମାନ ପର୍ବକୁ ଯିବି ନାହିଁ। ମୋ’ ପାଇଁ ଏପର୍ଯ୍ୟନ୍ତ ଉପଯୁକ୍ତ ସମୟ ଆସି ନାହିଁ।” ଏ କଥା କହିବା ପରେ ଯୀଶୁ ଗାଲିଲୀରେ ରହିଗଲେ।

10 ତେଣୁ ଯୀଶୁଙ୍କର ଭାଇମାନେ ପର୍ବକୁ ଗଲେ। ସେମାନେ ଗଲାପରେ ଯୀଶୁ ମଧ୍ୟ ଗଲେ। ସେ ଲୋକମାନଙ୍କୁ ଦୃଷ୍ଟିଗୋଚର ହେଲେ ନାହିଁ। 11 ଯିହୂଦୀମାନେ ପର୍ବରେ ଯୀଶୁଙ୍କୁ ଖୋଜିଲେ। ସେମାନେ ପଗ୍ଭରିଲେ, “ସେହି ଲୋକଟି କାହିଁ?”

12 ସେଠାରେ ବହୁତ ଲୋକ ଥିଲେ। ସେମାନଙ୍କ ମଧ୍ୟରୁ ଅନେକେ ଗୋପନରେ ନିଜ ନିଜ ଭିତରେ ଯୀଶୁଙ୍କ ବିଷୟରେ କଥାବାର୍ତ୍ତା ହେଉଥିଲେ। କେତେକ ଲୋକ କହିଲେ, “ସେ ଜଣେ ଉତ୍ତମ ଲୋକ।” କିନ୍ତୁ ଅନ୍ୟମାନେ କହୁଥିଲେ, “ନା, ସେ ଲୋକମାନଙ୍କୁ ପ୍ରତାରଣା କରୁଛି।” 13 କିନ୍ତୁ ଲୋକମାନଙ୍କ ମଧ୍ୟରେ ଏପରି କେହି ସାହସୀ ନ ଥିଲେ, ଯିଏ କି ଯୀଶୁଙ୍କ ବିଷୟରେ ଖୋଲା ଖୋଲି ଭାବରେ କହିବ। ଲୋକମାନେ ଯିହୂଦୀୟ ନେତାମାନଙ୍କୁ ଭୟ କରୁଥିଲେ।

ଯିରୁଶାଲମରେ ଯୀଶୁଙ୍କର ଉପଦେଶ

14 ପର୍ବ ପ୍ରାୟ ଅଧାଅଧି ଶେଷ ହୋଇଯାଇଥିଲା। ତା’ପରେ ଯୀଶୁ ମନ୍ଦିର ପରିସରକୁ ଯାଇ ଉପଦେଶ ଦେବାରେ ଲାଗିଲେ। 15 ଯିହୂଦୀମାନେ ଆଶ୍ଚର୍ଯ୍ୟ ହେଲେ। ସେମାନେ କହିଲେ, “ଏ ଲୋକ କେବେ ବିଦ୍ୟାଳୟରେ ପଢ଼ି ନାହିଁ। ଏତେ ବିଷୟବସ୍ତୁ ସେ କିପରି ଜାଣିଲା?”

16 ଯୀଶୁ ଉତ୍ତର ଦେଲେ, “ମୁଁ ଯାହା ଉପଦେଶ ଦେଉଛି, ତାହା ମୋ’ ନିଜର ନୁହେଁ। ମୋର ଶିକ୍ଷାଗୁଡ଼ିକ ମୋତେ ପଠାଇଥିବା ପରମେଶ୍ୱରଙ୍କଠାରୁ ଆସିଛି। 17 ପରମେଶ୍ୱର ଯାହା ଗ୍ଭହାନ୍ତି ଯଦି କୌଣସି ବ୍ୟକ୍ତି ସେହି ଅନୁଯାୟୀ କାର୍ଯ୍ୟ କରେ, ମୋର ଉପଦେଶ ପରମେଶ୍ୱରଙ୍କଠାରୁ ଆସିଛି ନା ନାହିଁ, ତାହା ସେ ଜାଣି ପାରିବ। ସେ ବ୍ୟକ୍ତି ଜାଣି ପାରିବ ଯେ ଏ ଉପଦେଶ ମୋ’ ନିଜର ନୁହେଁ। 18 ଯେଉଁ ଲୋକ ନିଜର ଚିନ୍ତାଧାରା ପ୍ରଗ୍ଭର କରେ, ସେ ନିଜ ପାଇଁ ସମ୍ମାନ ଗ୍ଭହେଁ କିନ୍ତୁ ଯେଉଁ ଲୋକ ନିଜ ପ୍ରେରଣକର୍ତ୍ତାଙ୍କର ସମ୍ମାନ ଗ୍ଭହେଁ, ସେ ସତ୍ୟ କହେ। ତା’ ପାଖରେ କିଛି ମିଥ୍ୟା ନାହିଁ। 19 ଏହା ସତ୍ୟ ଯେ ମୋଶା ତୁମ୍ଭକୁ ନିୟମ (ବ୍ୟବସ୍ଥା) ଦେଇଛନ୍ତି। କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ କେହି ସେ ନିୟମ ମାନୁ ନାହଁ। ତୁମ୍ଭେ ମୋତେ କାହିଁକି ମାରି ଦେବା ପାଇଁ ଚେଷ୍ଟା କରୁଛ?”

20 ଲୋକମାନେ କହିଲେ, “ତୁମ୍ଭ ଭିତରେ ଗୋଟିଏ ଭୂତ ପ୍ରବେଶ କରି ତୁମ୍ଭକୁ ପାଗଳ କରିଦେଇଛି। ଆମ୍ଭେ ତୁମ୍ଭକୁ ମାରିବାକୁ ଚେଷ୍ଟା କରୁ ନାହୁଁ।”

21 ଯୀଶୁ ସେମାନଙ୍କୁ କହିଲେ, “ମୁଁ ଗୋଟିଏ ଆଶ୍ଚର୍ଯ୍ୟକାର୍ଯ୍ୟ କଲି, ଏବଂ ତୁମ୍ଭେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଥିଲ। 22 ମୋଶା ତୁମ୍ଭକୁ ସୁନ୍ନତ ବିଧି ପାଳନ କରିବା ପାଇଁ ନିୟମ ଦେଲେ, (କିନ୍ତୁ ପ୍ରକୃତରେ ମୋଶା ତୁମ୍ଭକୁ ସୁନ୍ନତ ବିଷୟ ଦେଇ ନାହାନ୍ତି। ଏହାତ ମୋଶାଙ୍କ ପୂର୍ବରୁ ଥିବା ଲୋକମାନଙ୍କ ପାଖରୁ ଆସିଛି)। ତେଣୁ ତୁମ୍ଭେ ବେଳେବେଳେ ବିଶ୍ରାମବାର ଦିନ ଗୋଟିଏ ବାଳକକୁ ସୁନ୍ନତ [a] କରିଥାଅ। 23 ଏଥିରୁ ଜଣାପଡ଼େ ଯେ, କୌଣସି ଲୋକକୁ ମୋଶାଙ୍କର ନିୟମ ପାଳନ କରିବା ପାଇଁ ବିଶ୍ରାମବାର ଦିନ ସୁନ୍ନତ କରାଯାଇପାରେ। ତେଣୁ ମୁଁ ଯଦି ବିଶ୍ରାମବାର ଦିନ କୌଣସି ଲୋକର ସମ୍ପୂର୍ଣ୍ଣ ଦେହକୁ ସୁସ୍ଥ କଲି ତେବେ ତୁମ୍ଭେ କାହିଁକି ରାଗୁଛ? 24 କୌଣସି ବିଷୟର ବାହ୍ୟରୂପ ଦେଖି ବିଗ୍ଭର କର ନାହିଁ। ପ୍ରକୃତରେ ଯାହା ଠିକ୍, ତଦନୁଯାୟୀ ବିଗ୍ଭର କର।”

ଯୀଶୁ କ’ଣ ପ୍ରକୃତରେ ଖ୍ରୀଷ୍ଟ ଜନତାଙ୍କ ମଧ୍ୟରେ ଆଲୋଡ଼ନ

25 ଯିରୁଶାଲମରେ ବାସ କରୁଥିବା କେତେକ ଲୋକ କହିଲେ, “ଏହି ଲୋକକୁ ସେମାନେ ମାରିବା ପାଇଁ ଗ୍ଭହାନ୍ତି। 26 କିନ୍ତୁ ସେ ପ୍ରକାଶରେ ପ୍ରଗ୍ଭର କରୁଛି, ତାହାଙ୍କୁ ସମସ୍ତେ ଦେଖୁଛନ୍ତି ଓ ଶୁଣୁଛନ୍ତି। କୌଣସି ଲୋକ ତାହାର ପ୍ରଗ୍ଭର ବନ୍ଦ କରିବା ପାଇଁ ଚେଷ୍ଟା କରୁ ନାହିଁ। ବୋଧହୁଏ ନେତାମାନେ ମନସ୍ଥ କଲେ ଯେ, ସେ ପ୍ରକୃତରେ ଖ୍ରୀଷ୍ଟ। 27 କିନ୍ତୁ ଆମ୍ଭେ ଜାଣୁ ଏହି ବ୍ୟକ୍ତି କେଉଁଠାରୁ ଆସିଛି। ଯେତେବେଳେ ପ୍ରକୃତ ଖ୍ରୀଷ୍ଟ ଆସିବେ, ସେତେବେଳେ କେହି ତାହାଙ୍କର ଆସିବା ସ୍ଥାନ ଜାଣି ପାରିବେ ନାହିଁ।”

Oriya Bible: Easy-to-Read Version (ERV-OR)

2010 by World Bible Translation Center