Old/New Testament
ମନ୍ଦିର ନିମନ୍ତେ ରାଜାଙ୍କର ଯୋଜନା
28 ଦାଉଦ ଇସ୍ରାଏଲ ଲୋକମାନଙ୍କର ସମସ୍ତ ନେତାଗଣଙ୍କୁ ଏକତ୍ର କଲେ। ସେ ସେହି ନେତାଗଣଙ୍କୁ ଯିରୁଶାଲମକୁ ଆସିବା ନିମନ୍ତେ ଆଦେଶ ଦେଲେ। ଦାଉଦ ସବୁ ଗୋଷ୍ଠୀର ନେତାଗଣ, ରାଜାଙ୍କ ସୈନ୍ୟଦଳର ସେନାଧ୍ୟକ୍ଷଗଣ, ଅଧ୍ୟକ୍ଷଗଣ, ସେନାପତିଗଣ, ରାଜା ଓ ତାହାଙ୍କ ପୁତ୍ରମାନଙ୍କର ସମ୍ପତ୍ତି ଓ ପଶୁପଲର ଯତ୍ନ ନେଉଥିବା କାର୍ଯ୍ୟକାରୀଗଣ, ରାଜାଙ୍କର ବିଶେଷ କର୍ମଗ୍ଭରୀଗଣ, ପରାକ୍ରମୀ ବୀରଗଣ, ଓ ସମସ୍ତ ସାହସୀ ସୈନ୍ୟଗଣଙ୍କୁ ଡାକି ପଠାଇଲେ।
2 ରାଜା ଦାଉଦ ଉଠି ଠିଆ ହେଲେ ଓ କହିଲେ, “ହେ ମୋର ଭ୍ରାତା ଓ ମୋର ଲୋକଗଣ, ମୋର କଥା ଶୁଣ। ମୋର ହୃଦୟରେ ମୁଁ ସଦାପ୍ରଭୁଙ୍କ ନିୟମସିନ୍ଦୁକ ରଖିବା ନିମନ୍ତେ ଏକ ସ୍ଥାନ ନିର୍ମାଣ କରିବାକୁ ଇଚ୍ଛା କରିଥିଲି। ପରମେଶ୍ୱରଙ୍କ ପାଦପୀଠ ହେବା ନିମନ୍ତେ ଏକ ସ୍ଥାନ ନିର୍ମାଣ କରିବାକୁ ମୁଁ ଇଚ୍ଛା କରିଥିଲି। ଆଉ, ପରମେଶ୍ୱରଙ୍କ ସେହି ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ଅନେକ ଯୋଜନାମାନ କରିଥିଲି। 3 କିନ୍ତୁ ପରମେଶ୍ୱର ମୋତେ କହିଲେ, ‘ନା, ଦାଉଦ, ତୁମ୍ଭେ ମୋ’ ନାମରେ ଆଦୌ ମନ୍ଦିର ନିର୍ମାଣ କରିବ ନାହିଁ। ତୁମ୍ଭେ ତାହା କରିବ ନାହିଁ, କାରଣ ତୁମ୍ଭେ ଜଣେ ସୈନିକ ଓ ତୁମ୍ଭେ ଅନେକ ଲୋକଙ୍କୁ ହତ୍ୟା କରିଅଛ।’
4 “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ଇସ୍ରାଏଲର ବାର ଗୋଟି ଗୋଷ୍ଠୀକୁ ପରିଗ୍ଭଳିତ କରିବା ନିମନ୍ତେ ଯିହୁଦା ଗୋଷ୍ଠୀକୁ ମନୋନୀତ କଲେ। ଏହା ପରେ ସେହି ଗୋଷ୍ଠୀରୁ ସଦାପ୍ରଭୁ ମୋର ପିତାଙ୍କ ପରିବାରକୁ ମନୋନୀତ କଲେ। ଆଉ ସେହି ପରିବାରରୁ ପରମେଶ୍ୱର ମୋତେ ଚିରକାଳ ନିମନ୍ତେ ଇସ୍ରାଏଲର ରାଜା ହେବା ନିମନ୍ତେ ମନୋନୀତ କଲେ। ପରମେଶ୍ୱର ମୋତେ ଇସ୍ରାଏଲର ରାଜା କରିବାକୁ ଇଚ୍ଛା କଲେ। 5 ସଦାପ୍ରଭୁ ମୋତେ ଅନେକ ପୁତ୍ର ଦେଇଅଛନ୍ତି। ଆଉ ଏହି ସମସ୍ତ ପୁତ୍ରଗଣଙ୍କ ମଧ୍ୟରୁ ସଦାପ୍ରଭୁ ଶଲୋମନକୁ ସଦାପ୍ରଭୁଙ୍କ ରାଜ୍ୟର ସିଂହାସନରେ ବସିବା ପାଇଁ ଏବଂ ଇସ୍ରାଏଲରେ ଶାସନ କରିବା ପାଇଁ ମନୋନୀତ କରିଅଛନ୍ତି। 6 ସଦାପ୍ରଭୁ ମୋତେ କହିଲେ, ‘ଦାଉଦ, ତୁମ୍ଭର ପୁତ୍ର ଶଲୋମନ ଆମ୍ଭର ମନ୍ଦିର ଓ ତାହାର ଚତୁର୍ଦ୍ଦିଗସ୍ଥ ମନ୍ଦିର ପ୍ରାଙ୍ଗଣ ନିର୍ମାଣ କରିବ। କାରଣ, ଆମ୍ଭେ ଶଲୋମନକୁ ଆମ୍ଭର ପୁତ୍ରରୂପେ ମନୋନୀତ କରିଅଛୁ ଓ ଆମ୍ଭେ ତାହାର ପିତା ହେବା। 7 ଶଲୋମନ ବର୍ତ୍ତମାନ ଆମ୍ଭର ସମସ୍ତ ବ୍ୟବସ୍ଥା ଓ ଆଜ୍ଞାର ବାଧ୍ୟ ହେଉଅଛି। ଯଦି ସେ ଆମ୍ଭର ବ୍ୟବସ୍ଥାଗୁଡ଼ିକର ବାଧ୍ୟ ହେବା ଜାରି ରଖିବ, ତେବେ ଆମ୍ଭେ ଚିରକାଳ ନିମନ୍ତେ ଶଲୋମନର ରାଜ୍ୟକୁ ଦୃଢ଼ କରିବା।’”
8 ଦାଉଦ କହିଲେ, “ବର୍ତ୍ତମାନ, ସମଗ୍ର ଇସ୍ରାଏଲ ଓ ପରମେଶ୍ୱରଙ୍କ ସାକ୍ଷାତରେ ମୁଁ ତୁମ୍ଭମାନଙ୍କୁ ଏହି କଥା କହୁଅଛି, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଦତ୍ତ ଆଦେଶଗୁଡ଼ିକର ବାଧ୍ୟ ହେବା ନିମନ୍ତେ ଅତ୍ୟନ୍ତ ଯତ୍ନଶୀଳ ହୁଅ। ତେବେ ତୁମ୍ଭେମାନେ ଏହି ଉତ୍ତମ ଦେଶକୁ ରକ୍ଷା କରି ପାରିବ। ଆଉ ତୁମ୍ଭେ ତୁମ୍ଭର ବଂଶଧରମାନଙ୍କୁ ତାହା ଦେଇ ପାରିବ।”
9 “ଏବଂ ତୁମ୍ଭେ, ମୋର ପୁତ୍ର ଶଲୋମନ, ତୁମ୍ଭ ପିତାଙ୍କର ପରମେଶ୍ୱରଙ୍କୁ ଜାଣିଅଛ। ଶୁଦ୍ଧ ହୃଦୟରେ ପରମେଶ୍ୱରଙ୍କର ସେବା କର। ପରମେଶ୍ୱରଙ୍କ ସେବା କରିବା ନିମନ୍ତେ ହୃଦୟରେ ଆନନ୍ଦିତ ହୁଅ। କାରଣ ପ୍ରତିଟି ବ୍ୟକ୍ତିର ହୃଦୟରେ କ’ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦୟର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାଯ୍ୟ ମାଗବା ନିମନ୍ତେ ଯିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫେରି ଦୂରକୁ ଗ୍ଭଲିଯିବ, ତେବେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ୟାଗ କରିବେ। 10 ଶଲୋମନ, ସଦାପ୍ରଭୁ ଯେ ତୁମ୍ଭକୁ ତାଙ୍କରି ପବିତ୍ର ସ୍ଥାନର ମନ୍ଦିର ନିର୍ମାଣ କରିବା ନିମନ୍ତେ ମନୋନୀତ କରିଅଛନ୍ତି, ଏହା ତୁମ୍ଭର ବୁଝିବା ଉଚିତ୍। ଶକ୍ତିଶାଳୀ ହୁଅ ଏବଂ ଏହା କର।”
11 ଏହା ପରେ ଦାଉଦ ଶଲୋମନଙ୍କୁ ମନ୍ଦିର ନିର୍ମାଣ କରିବା ନିମନ୍ତେ ଯୋଜନାମାନ ପ୍ରଦାନ କଲେ। ମନ୍ଦିର ଚତୁର୍ଦ୍ଦିଗସ୍ଥ ବାରଣ୍ଡା, ତାହାର ଅଟ୍ଟାଳିକାମାନ, ତାହାର ଭଣ୍ଡାରଘରମାନ, ତାହାର ଉପରିସ୍ଥ କୋଠରୀମାନ, ତାହାର ଭିତରର କୋଠରୀମାନ ଓ ଦୟାସନର ସ୍ଥାନ ନିମନ୍ତେ ମଧ୍ୟ ଏହି ଯୋଜନା ହୋଇଥିଲା। 12 ଦାଉଦ ମନ୍ଦିରର ସମସ୍ତ ବିଭାଗ ନିମନ୍ତେ ଯୋଜନା ପ୍ରସ୍ତୁତ କରିଥିଲେ। ଦାଉଦ ଶଲୋମନଙ୍କୁ ସେହି ଯୋଜନାଗୁଡ଼ିକୁ ଦେଲେ। ଦାଉଦ ତାହାଙ୍କୁ ସଦାପ୍ରଭୁଙ୍କ ମନ୍ଦିରର ଚତୁର୍ଦ୍ଦିଗସ୍ଥ ଅଗଣା ଓ ତାହାର ଚତୁର୍ଦ୍ଦିଗସ୍ଥ କୋଠରୀ ସମସ୍ତର ଯୋଜନା ପ୍ରଦାନ କଲେ। ଦାଉଦ ତାହାଙ୍କୁ ମନ୍ଦିରର ଭଣ୍ଡାର ଘର ଓ ମନ୍ଦିର ମଧ୍ୟରେ ବ୍ୟବହୃତ ହେଉଥିବା ପବିତ୍ର ସାମଗ୍ରୀ ଗୁଡ଼ିକର ଭଣ୍ଡାରଘର ଗୁଡ଼ିକର ଯୋଜନା ପ୍ରଦାନ କଲେ। 13 ଦାଉଦ ଶଲୋମନଙ୍କୁ ଯାଜକ ଓ ଲେବୀୟମାନଙ୍କ ଦଳ ବିଷୟରେ କହିଲେ। ଦାଉଦ ଶଲୋମନଙ୍କୁ ସଦାପ୍ରଭୁଙ୍କ ମନ୍ଦିରର ସେବାକାର୍ଯ୍ୟ ବିଷୟକ ସମସ୍ତ କାର୍ଯ୍ୟ ଓ ମନ୍ଦିର ସେବାରେ ବ୍ୟବହୃତ ସକଳ ସାମଗ୍ରୀ ବିଷୟରେ କହିଲେ। 14 ମନ୍ଦିରରେ ବ୍ୟବହୃତ ହେବାକୁ ଥିବା ସକଳ ସାମଗ୍ରୀର ନିର୍ମାଣ ନିମନ୍ତେ କେତେ ପରିମାଣର ସ୍ୱର୍ଣ୍ଣ ଓ ରୌପ୍ୟ ବ୍ୟବହୃତ କରାଯିବା ଉଚିତ୍, ତାହା ଦାଉଦ ଶଲୋମନଙ୍କୁ କହିଲେ। 15 ସୁବର୍ଣ୍ଣଦୀପ, ଦୀପରୁଖା ନିମନ୍ତେ ଯୋଜନାମାନ ଥିଲା, ଆଉ ରୌପ୍ୟ ଦୀପ ଓ ଦୀପରୁଖା ନିମନ୍ତେ ମଧ୍ୟ ଯୋଜନାମାନ ଥିଲା। ପ୍ରତିଟି ଦୀପରୁଖା ଓ ତାହାର ଦୀପ ନିମନ୍ତେ କେତେ ପରିମାଣର ସୁବର୍ଣ୍ଣ ଓ ରୌପ୍ୟ ଆବଶ୍ୟକ ହେବ, ତାହା ଦାଉଦ ଶଲୋମନଙ୍କୁ ଜଣାଇଲେ। ଯେଉଁ ଯେଉଁ ସ୍ଥାନମାନଙ୍କରେ ଆବଶ୍ୟକ ସେହି ସ୍ଥାନମାନଙ୍କରେ ବିଭିନ୍ନ ପ୍ରକାର ଦୀପରୁଖାମାନ ବ୍ୟବହୃତ ହେବାର ଥିଲା। 16 ପବିତ୍ର ରୋଟୀର ମେଜ ନିମନ୍ତେ କେତେ ପରିମାଣର ସୁବର୍ଣ୍ଣ ଆବଶ୍ୟକ ହେବ, ଦାଉଦ ତାହା କହିଲେ। ରୌପ୍ୟ ମେଜଗୁଡ଼ିକ ନିମନ୍ତେ କେତେ ପରିମାଣର ରୌପ୍ୟ ଆବଶ୍ୟକ ହେବ, ଦାଉଦ ତାହା କହିଲେ। 17 କଣ୍ଟାଗ୍ଭମଚ, ସିଞ୍ଚନକାରୀ ପାତ୍ର ଓ କୁମ୍ଭ ନିର୍ମାଣ କରିବା ନିମନ୍ତେ କେତେ ପରିମାଣର ସୁବର୍ଣ୍ଣ ଆବଶ୍ୟକ ହେବ, ଦାଉଦ ତାହା କହିଲେ। ପ୍ରତ୍ୟେକ ସୁବର୍ଣ୍ଣ ପାତ୍ର ନିମନ୍ତେ କେତେ ପରିମାଣର ସୁବର୍ଣ୍ଣ ଆବଶ୍ୟକ ହେବ ଓ ପ୍ରତ୍ୟେକ ରୌପ୍ୟପାତ୍ର ନିମନ୍ତେ କେତେ ପରିମାଣର ରୌପ୍ୟ ଆବଶ୍ୟକ ହେବ, ତାହା ଦାଉଦ କହିଲେ। 18 ସୁଗନ୍ଧିଧୂପର ଯଜ୍ଞବେଦି ନିମନ୍ତେ କେତେ ପରିମାଣର ଶୁଦ୍ଧ ସୁବର୍ଣ୍ଣ ଆବଶ୍ୟକ ହେବ, ତାହା ଦାଉଦ କହିଲେ। ଦାଉଦ ଆହୁରି ମଧ୍ୟ ଶଲୋମନଙ୍କୁ ପରମେଶ୍ୱରଙ୍କ ରଥ-ଦୟାସନ ସହିତ ନିୟମସିନ୍ଦୁକ ଉପରେ କିରୂବଦୂତଗଣ ପକ୍ଷ ବିସ୍ତାର କରି ରହିଥିବାର ଯୋଜନା ମଧ୍ୟ ପ୍ରଦାନ କଲେ। କିରୂବ ଦୂତଗଣ ସୁବର୍ଣ୍ଣ ନିର୍ମିତ ଥିଲେ।
19 ଦାଉଦ କହିଲେ, “ସଦାପ୍ରଭୁ ମୋତେ ପରିଗ୍ଭଳନା ଦେବା ସହିତ ଏହି ସମସ୍ତ ଯୋଜନା ଲିଖିତ ହୋଇଅଛି। ସଦାପ୍ରଭୁ ମୋତେ ଏହି ଯୋଜନାରେ ଲିଖିତ ସମସ୍ତ ବିଷୟ ବୁଝିବାରେ ସାହାଯ୍ୟ କରିଅଛନ୍ତି।”
20 ଦାଉଦ ତାଙ୍କର ପୁତ୍ର ଶଲୋମନଙ୍କୁ ଆହୁରି ମଧ୍ୟ କହିଲେ, “ବଳବାନ୍ ଓ ସାହସୀ ହୁଅ ଏବଂ ଏହି କାର୍ଯ୍ୟ ଶେଷ କର। ଭୟ କର ନାହିଁ, କାରଣ ସଦାପ୍ରଭୁ ପରମେଶ୍ୱର, ମୋର ପରମେଶ୍ୱର, ତୁମ୍ଭ ସହିତରେ ଅଛନ୍ତି। ସମସ୍ତ କାର୍ଯ୍ୟ ସମାପ୍ତ ହେବା ପର୍ଯ୍ୟନ୍ତ ସେ ତୁମ୍ଭକୁ ସାହାଯ୍ୟ କରିବେ। ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ। ତୁମ୍ଭେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବ। 21 ପରମେଶ୍ୱରଙ୍କ ମନ୍ଦିରର ସମସ୍ତ କାର୍ଯ୍ୟ କରିବା ନିମନ୍ତେ ଯାଜକ ଓ ଲେବୀୟମାନଙ୍କ ଦଳ ପ୍ରସ୍ତୁତ ହୋଇ ରହିଛନ୍ତି। ସମସ୍ତ କାର୍ଯ୍ୟରେ ତୁମ୍ଭକୁ ସାହାଯ୍ୟ କରିବା ନିମନ୍ତେ ସମସ୍ତ ଦକ୍ଷ କାରିଗରମାନେ ପ୍ରସ୍ତୁତ ହୋଇ ରହିଛନ୍ତି। ତୁମ୍ଭେ ଯେଉଁସବୁ ଆଦେଶ ଦେବ, ତାହା ସମସ୍ତ କାର୍ଯ୍ୟକାରୀ ଓ ଲୋକମାନେ ପାଳନ କରିବେ।”
ମନ୍ଦିର ନିର୍ମାଣ ନିମନ୍ତେ ଭେଟୀ
29 ଏକତ୍ରିତ ହୋଇଥିବା ଇସ୍ରାଏଲର ସମସ୍ତ ଲୋକଙ୍କୁ ରାଜା ଦାଉଦ କହିଲେ, “ପରମେଶ୍ୱର ମୋର ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି। ଶଲୋମନ ଅଳ୍ପବୟସ୍କ ଅଟେ ଓ ଏହି କାର୍ଯ୍ୟ ନିମନ୍ତେ ଯେଉଁ ସମସ୍ତ ବିଷୟ ଆବଶ୍ୟକ, ସେ ତାହା ଜାଣେ ନାହିଁ? କିନ୍ତୁ ଏହି କାର୍ଯ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ। ଏହି ମନ୍ଦିର ଲୋକମାନଙ୍କ ନିମନ୍ତେ ନୁହେଁ, ଏହି ମନ୍ଦିର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ଅଟେ। 2 ପରମେଶ୍ୱରଙ୍କ ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ମୋର ସାଧ୍ୟମତେ ଯୋଜନା ପାଇଁ ଚେଷ୍ଟା କରିଅଛି। ମୁଁ ସୁବର୍ଣ୍ଣରେ ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ସୁବର୍ଣ୍ଣ ଦେଇଅଛି। ମୁଁ ରୌପ୍ୟରେ ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ରୌପ୍ୟ ଦେଇଅଛି। ମୁଁ ପିତ୍ତଳରେ ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ପିତ୍ତଳ ଦେଇଅଛି। ମୁଁ ଲୌହର ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ଲୌହ ଦେଇଅଛି। ମୁଁ କାଠର ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ କାଠ ଦେଇଅଛି। ମୁଁ ଚିତ୍ରବିଚିତ୍ର ଟାଇଲ୍ ଓ ପ୍ରସ୍ତର ଖୋଦନ କାର୍ଯ୍ୟ ପାଇଁ ଓ ଗୋମେଦକମଣି ଓ ସମସ୍ତ ପ୍ରକାର ବିଭିନ୍ନ ରଙ୍ଗର ବହୁମୂଲ୍ୟ ପ୍ରସ୍ତର ଓ ଶୁଭ୍ର ମାର୍ବଲ ପ୍ରସ୍ତର ଦେଇଅଛି। ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାର୍ଯ୍ୟ ନିମନ୍ତେ ମୁଁ ଏହି ପ୍ରକାର ଅନେକ ଅନେକ ସାମଗ୍ରୀ ଦେଇଅଛି। 3 ମୁଁ ମୋର ପରମେଶ୍ୱରଙ୍କ ମନ୍ଦିର ନିମନ୍ତେ ସୁବର୍ଣ୍ଣ ଓ ରୌପ୍ୟ ନିର୍ମିତ ଏକ ବିଶେଷ ଉପହାର ନିର୍ମାଣ କରୁଅଛି। ମୁଁ ଏହା କରୁଅଛି, କାରଣ ମୋର ପରମେଶ୍ୱରଙ୍କ ମନ୍ଦିର ନିର୍ମିତ ହେଉ ବୋଲି ମୁଁ ପ୍ରକୃତରେ ଗ୍ଭହେଁ। ଏହି ପବିତ୍ର ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ଏହି ସମସ୍ତ ବସ୍ତୁ ଦାନ କରୁଅଛି। 4 ମୁଁ ଓଫୀରୁ ପ୍ରସ୍ତୁତ ତିନି ହଜାର ତାଳନ୍ତ ଶୁଦ୍ଧ ସୁବର୍ଣ୍ଣ ଦେଇଅଛି। ମୁଁ ସାତ ହଜାର ତାଳନ୍ତ ଶୁଦ୍ଧ ରୌପ୍ୟ ଦେଇଅଛି। ଏହି ରୌପ୍ୟ ମନ୍ଦିରର ଅଟ୍ଟାଳିକାଗୁଡ଼ିକର କାନ୍ଥର ଆବରଣ ନିମନ୍ତେ ଉଦ୍ଧିଷ୍ଟ। 5 ସୁବର୍ଣ୍ଣ ଓ ରୌପ୍ୟ ନିର୍ମିତ ସକଳ ବସ୍ତୁ ନିମନ୍ତେ ମୁଁ ସୁବର୍ଣ୍ଣ ଓ ରୌପ୍ୟ ଦେଇଅଛି। ଦକ୍ଷ କାରିଗରମାନେ ଯେପରି ମନ୍ଦିର ନିମନ୍ତେ ସବୁ ପ୍ରକାରର ବସ୍ତୁ ନିର୍ମାଣ କରି ପାରନ୍ତି, ଏଥିନିମନ୍ତେ ମୁଁ ସୁବର୍ଣ୍ଣ ଓ ରୌପ୍ୟ ଦେଇଅଛି। ବର୍ତ୍ତମାନ, ଇସ୍ରାଏଲର ଲୋକମାନଙ୍କ ମଧ୍ୟରୁ ତୁମ୍ଭେମାନେ କେତେଜଣ ଆଜି ନିଜକୁ ସଦାପ୍ରଭୁଙ୍କ ନିମନ୍ତେ ଉତ୍ସର୍ଗ କରିବାକୁ ପ୍ରସ୍ତୁତ ଅଛ?”
6 ପରିବାରର ନେତାଗଣ, ଇସ୍ରାଏଲର ବିଭିନ୍ନ ଗୋଷ୍ଠୀର ନେତାଗଣ, ସେନାପତିଗଣ, ସେନାଧ୍ୟକ୍ଷଗଣ ଓ ରାଜାଙ୍କର କାର୍ଯ୍ୟନିର୍ବାହକଗଣ ସମସ୍ତେ ପ୍ରସ୍ତୁତ ଥିଲେ ଓ ସେମାନଙ୍କର ବହୁମୂଲ୍ୟ ବସ୍ତୁସବୁ ଦେଇ ଦେଲେ। 7 ସେମାନେ ଏହି ସମସ୍ତ ବସ୍ତୁ ପରମେଶ୍ୱରଙ୍କ ମନ୍ଦିର ନିମନ୍ତେ ଦେଲେ: ପାଞ୍ଚ ହଜାର ତାଳନ୍ତ ଓ ଦଶ ହଜାର ଡାରିକ୍ ମୁଦ୍ରା ଓ ଦଶ ହଜାର ତାଳନ୍ତ ରୂପା ଓ ଅଠର ହଜାର ତାଳନ୍ତ ପିତ୍ତଳ ଓ ଏକ ଲକ୍ଷ ତାଳନ୍ତ ଲୁହା ଦେଲେ। 8 ଯେଉଁ ଲୋକମାନଙ୍କ ନିକଟରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା, ସେମାନେ ତାହା ସଦାପ୍ରଭୁଙ୍କ ମନ୍ଦିର ନିମନ୍ତେ ଦେଲେ। ଯିହୀୟେଲ ସେହି ବହୁମୂଲ୍ୟ ପ୍ରସ୍ତରଗୁଡ଼ିକର ଯତ୍ନ ନେଲେ। ଯିହୀୟେଲ ଗେର୍ଶୋନ୍ ପରିବାରରୁ ଆସିଥିଲେ। 9 ନେତାଗଣ ଆନନ୍ଦ ମଧ୍ୟରେ ଏତେ ପରିମାଣର ଦାନ ଦେଉଥିବାରୁ ଲୋକମାନେ ମଧ୍ୟ ଅତ୍ୟନ୍ତ ଆନନ୍ଦିତ ଥିଲେ। ନେତାଗଣ ଉତ୍ତମ ହୃଦୟରେ ମୁକ୍ତ ଭାବରେ ଦାନ କରୁଥିଲେ। ରାଜା ଦାଉଦ ମଧ୍ୟ ଅତ୍ୟନ୍ତ ଆନନ୍ଦିତ ଥିଲେ।
ଦାଉଦଙ୍କ ସୁନ୍ଦର ପ୍ରାର୍ଥନା
10 ଏହା ପରେ ଦାଉଦ ଏକତ୍ରିତ ହୋଇଥିବା ସମସ୍ତ ଲୋକଙ୍କ ସାକ୍ଷାତରେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କଲେ। ଦାଉଦ କହିଲେ,
“ହେ ଆମ୍ଭମାନଙ୍କ ପିତା, ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର,
ତୁମ୍ଭେ ଅନନ୍ତକାଳ ଓ ଚିରଦିନ ନିମନ୍ତେ ପ୍ରଶଂସିତ ହୁଅ।
11 ମହାନତା, ପରାକ୍ରମ, ମହିମା, ବିଜୟ ଓ ଗୌରବ ତୁମ୍ଭର ଅଟେ।
କାରଣ ସ୍ୱର୍ଗ ଓ ପୃଥିବୀସ୍ଥ ସମସ୍ତ ବିଷୟ ତୁମ୍ଭର ଅଟେ;
ହେ ସଦାପ୍ରଭୁ, ରାଜ୍ୟ ତୁମ୍ଭର ଅଟେ।
ତୁମ୍ଭେ ହିଁ ସକଳ ବିଷୟର ମୁଖ୍ୟ ରୂପେ ପ୍ରଶଂସିତ ହୋଇଅଛ।
12 ଧନ ଓ ସମ୍ମାନ ତୁମ୍ଭଠାରୁ ଆସେ।
ତୁମ୍ଭେ ସକଳ ବିଷୟକୁ ଶାସନ କର।
ତୁମ୍ଭର ହସ୍ତରେ ପରାକ୍ରମ ଓ ଶକ୍ତି ଅଛି ।
ଆଉ ତୁମ୍ଭ ହସ୍ତରେ ଯେକୌଣସି ବ୍ୟକ୍ତିକୁ ମହାନ ଓ ପରାକ୍ରମୀ କରାଇବାର କ୍ଷମତା ଅଛି।
13 ବର୍ତ୍ତମାନ, ହେ ଆମ୍ଭମାନଙ୍କର ପରମେଶ୍ୱର, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ
ଓ ତୁମ୍ଭ ଗୌରଯୁକ୍ତ ନାମର ପ୍ରଶଂସା କରୁଅଛୁ।
14 ଆମ୍ଭେମାନେ କିଏ ଯେ ଏପରି ସ୍ୱେଚ୍ଛାପୂର୍ବକ ଦାନ କରିବାକୁ ସମର୍ଥ ହେବୁ?
ଏହି ସମସ୍ତ ବସ୍ତୁ ମୋ’ଠାରୁ କିଅବା ମୋର ଲୋକମାନଙ୍କଠାରୁ ଆସି ନାହିଁ।
ଏହି ସମସ୍ତ ବସ୍ତୁ ତୁମ୍ଭଠାରୁ ଆସେ, ତୁମ୍ଭଠାରୁ ଯାହା ଆସିଅଛି, ଆମ୍ଭେ କେବଳ ତାହା ତୁମ୍ଭକୁ ଦେଇଅଛୁ।
15 ଆମ୍ଭେମାନେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରି କେବଳ ଅପରିଚିତ ଆଗନ୍ତୁକ ଅଟୁ
ଓ ଏହି ପୃଥିବୀ ମଧ୍ୟରେ ଭ୍ରମଣ କରୁଅଛୁ।
ଏହି ପୃଥିବୀରେ ଆମ୍ଭମାନଙ୍କର ସମୟ କେବଳ ଅତିକ୍ରାନ୍ତ ଛାୟା ତୁଲ୍ୟ।
ଆମ୍ଭେମାନେ ତାହାକୁ ବନ୍ଦ କରି ନ ପାରୁ।
16 ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ୱର, ଆମ୍ଭେମାନେ ଏହି ସମସ୍ତ ବସ୍ତୁ ତୁମ୍ଭର ମନ୍ଦିର ନିର୍ମାଣ କରିବା ନିମନ୍ତେ ଏକତ୍ର କରିଅଛୁ।
ଆମ୍ଭେମାନେ ତୁମ୍ଭ ନାମକୁ ସମ୍ମାନ ଦେବା ନିମନ୍ତେ ଏହି ମନ୍ଦିର ନିର୍ମାଣ କରୁଅଛୁ।
କିନ୍ତୁ ଏହି ସମସ୍ତ ବସ୍ତୁ ତୁମ୍ଭଠାରୁ ଆସେ,
ଓ ସକଳ ବସ୍ତୁ ତୁମ୍ଭର ଅଟେ।
17 ହେ ମୋର ପରମେଶ୍ୱର, ମୁଁ ଜାଣେ ଯେ ତୁମ୍ଭେ ଲୋକମାନଙ୍କର ପରୀକ୍ଷା ନିଅ,
ଆଉ, ଲୋକମାନେ ଉତ୍ତମ କର୍ମ କଲେ ତୁମ୍ଭେ ଆନନ୍ଦିତ ହୁଅ।
ମୁଁ ଏକ ଶୁଦ୍ଧ, ବିଶ୍ୱସ୍ତ ହୃଦୟରେ, ଆନନ୍ଦିତ ମନରେ ତୁମ୍ଭକୁ ଏହି ସମସ୍ତ ବସ୍ତୁ ଦେଉଅଛି।
ମୁଁ ତୁମ୍ଭର ଲୋକମାନଙ୍କୁ ଏଠାରେ ଏକତ୍ରିତ ହେବାର ଦେଖୁଅଛି।
ଆଉ ସେମାନେ ତୁମ୍ଭ ଉଦ୍ଦେଶ୍ୟରେ ଆନନ୍ଦିତ ମନରେ
ଏହି ବସ୍ତୁଗୁଡ଼ିକ ଦାନ କରୁଥିବାର ମୁଁ ଦେଖୁଅଛି।
18 ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପୂର୍ବପୁରୁଷ
ଅବ୍ରହାମ, ଇସ୍ହାକ ଓ ଇସ୍ରାଏଲଙ୍କର ପରମେଶ୍ୱର ଅଟ।
ଅନୁଗ୍ରହ କରି ଯଥାର୍ଥ ବିଷୟ ଯୋଜନା କରିବାକୁ ତୁମ୍ଭର ଲୋକମାନଙ୍କୁ ସାହାଯ୍ୟ କର।
ତୁମ୍ଭ ପ୍ରତି ଅନୁଗତ ଓ ବିଶ୍ୱସ୍ତ ହେବା ନିମନ୍ତେ ସେମାନଙ୍କୁ ସାହାଯ୍ୟ କର।
19 ଆଉ, ମୋର ପୁତ୍ର ଶଲୋମନକୁ ତୁମ୍ଭ ପ୍ରତି ବିଶ୍ୱସ୍ତ ହେବା ନିମନ୍ତେ ସାହାଯ୍ୟ କର।
ସର୍ବଦା ତୁମ୍ଭର ଆଜ୍ଞା, ବିଧି ଓ ଶାସନ ସକଳର ବାଧ୍ୟ ହେବା ନିମନ୍ତେ ତାହାକୁ ସାହାଯ୍ୟ କର।
ଶଲୋମନଙ୍କୁ ଏହି ସମସ୍ତ ବିଷୟ କରିବା ନିମନ୍ତେ ସାହାଯ୍ୟ କର
ଓ ଏହି ପବିତ୍ର ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ଯେଉଁ ଯୋଜନା କରିଅଛି, ସେଥିରେ ତାହାକୁ ସାହାଯ୍ୟ କର।”
20 ଏହା ପରେ ଦାଉଦ ସବୁ ଦଳର ଲୋକମାନଙ୍କୁ ଏକତ୍ରିତ କରି କହିଲେ, “ବର୍ତ୍ତମାନ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ କର।” ତେଣୁ ସମସ୍ତ ଲୋକ ସଦାପ୍ରଭୁ ପରମେଶ୍ୱରଙ୍କର ପ୍ରଶଂସା ଗାନ କଲେ, ଯେଉଁ ପରମେଶ୍ୱରଙ୍କ ଉପାସନା ସେମାନଙ୍କର ପୂର୍ବପୁରୁଷମାନେ ମଧ୍ୟ କରୁଥିଲେ। ସେମାନେ ସଦାପ୍ରଭୁ ଓ ରାଜାଙ୍କୁ ସମ୍ମାନ ଜଣାଇବା ନିମନ୍ତେ ଭୂମିରେ ଆଣ୍ଠୁମାଡ଼ି ପଡ଼ିଲେ।
ଶଲୋମନ ରାଜା ହେଲେ
21 ପରଦିନ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ବଳିଦାନ କଲେ। ସେମାନେ ସଦାପ୍ରଭୁଙ୍କୁ ହୋମବଳି ଅର୍ପଣ କଲେ। ସେମାନେ 1000 ବଳଦ, 1000 ଅଣ୍ଡିରା ମେଷ, 1000 ମେଷଶାବକ ଓ ପେୟନୈବେଦ୍ୟ ଉତ୍ସର୍ଗ କଲେ। ସେମାନେ ଇସ୍ରାଏଲର ଲୋକମାନଙ୍କ ନିମନ୍ତେ ଅନେକ ମଙ୍ଗଳାର୍ଥକ ନୈବେଦ୍ୟ ଉତ୍ସର୍ଗ କଲେ। 22 ସେହି ଦିନ ଲୋକମାନେ ସଦାପ୍ରଭୁଙ୍କ ସହିତ ଏକତ୍ର ଭୋଜନ ଓ ପାନ କରି ଅତି ଆନନ୍ଦିତ ହେଲେ।
ଆଉ, ସେମାନେ ଦାଉଦଙ୍କ ପୁତ୍ର ଶଲୋମନଙ୍କୁ ଦ୍ୱିତୀୟ ଥର ନିମନ୍ତେ ରାଜା କଲେ। ସେମାନେ ଶଲୋମନଙ୍କୁ ରାଜାରୂପେ ଅଭିଷିକ୍ତ କଲେ ଓ ସେମାନେ ସାଦୋକଙ୍କୁ ଯାଜକରୂପେ ଅଭିଷିକ୍ତ କଲେ। ସଦାପ୍ରଭୁ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନରେ ସେମାନେ ଏହିପରି କଲେ।
23 ଏହା ପରେ ଶଲୋମନ ସଦାପ୍ରଭୁଙ୍କ ସିଂହାସନରେ ରାଜାରୂପେ ବସିଲେ। ଶଲୋମନ ତାଙ୍କ ପିତାଙ୍କ ସ୍ଥାନ ନେଲେ। ଶଲୋମନ ଅତ୍ୟନ୍ତ ସଫଳ ହେଲେ। ଇସ୍ରାଏଲର ସମସ୍ତ ଲୋକ ଶଲୋମନଙ୍କର ବାଧ୍ୟ ହେଲେ। 24 ସମସ୍ତ ନେତାଗଣ, ସୈନ୍ୟଗଣ ଓ ରାଜା ଦାଉଦଙ୍କର ପୁତ୍ରଗଣ ଶଲୋମନଙ୍କୁ ରାଜାରୂପେ ସ୍ୱୀକାର କଲେ ଓ ତାଙ୍କର ବାଧ୍ୟ ହେଲେ। 25 ସଦାପ୍ରଭୁ ଶଲୋମନଙ୍କୁ ଅତି ମହାନ କଲେ। ଇସ୍ରାଏଲର ସମସ୍ତ ଲୋକ ଜାଣିଥିଲେ ଯେ, ସଦାପ୍ରଭୁ ହିଁ ଶଲୋମନଙ୍କୁ ମହାନ କରିଅଛନ୍ତି। ସଦାପ୍ରଭୁ ଶଲୋମନଙ୍କୁ ରାଜୋଚିତ୍ତ ସମ୍ମାନ ପ୍ରଦାନ କଲେ। ଶଲୋମନଙ୍କ ପୂର୍ବରୁ ଇସ୍ରାଏଲର କୌଣସି ରାଜା ଏହିପରି ସମ୍ମାନ ପାଇ ନ ଥିଲେ।
ଦାଉଦଙ୍କ ମୃତ୍ୟୁ
26-27 ଯିଶୀଙ୍କ ପୁତ୍ର ଦାଉଦ ସମଗ୍ର ଇସ୍ରାଏଲ ଉପରେ ଗ୍ଭଳିଶ୍ ବର୍ଷ ବ୍ୟାପି ରାଜା ଥିଲେ। ଦାଉଦ ହିବ୍ରୋଣ ନଗରରେ ସାତ ବର୍ଷ ପର୍ଯ୍ୟନ୍ତ ରାଜା ଥିଲେ। ଏହା ପରେ ଦାଉଦ ଯିରୁଶାଲମ ନଗରରେ ତେତିଶ ବର୍ଷ ପର୍ଯ୍ୟନ୍ତ ରାଜା ଥିଲେ। 28 ଦାଉଦ ବୃଦ୍ଧ ହେବାରୁ ମୃତ୍ୟୁଭୋଗ କଲେ। ଦାଉଦ ଏକ ଉତ୍ତମ, ଦୀର୍ଘ ଜୀବନଯାପନ କରିଥିଲେ। ଦାଉଦ ଅନେକ ଧନସମ୍ପତ୍ତି ଓ ସମ୍ମାନର ଅଧିକାରୀ ହୋଇଥିଲେ ଆଉ ଦାଉଦଙ୍କ ପରେ ତାଙ୍କର ପୁତ୍ର ଶଲୋମନ ରାଜା ହେଲେ।
29 ରାଜା ଦାଉଦଙ୍କର କୃତ ସମସ୍ତ ବିଷୟ, ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଶାମୁୟେଲ ଭବିଷ୍ୟଦ୍ବକ୍ତା, ନାଥନ ଭବିଷ୍ୟଦ୍ବକ୍ତା ଓ ଗାଦ୍ ଭବିଷ୍ୟଦ୍ବକ୍ତାମାନଙ୍କର ପୁସ୍ତକଗୁଡ଼ିକରେ ଲେଖାଯାଇଅଛି। 30 ଦାଉଦ ଇସ୍ରାଏଲର ରାଜା ରୂପେ ଯେଉଁ ସମସ୍ତ ବିଷୟ କରିଥିଲେ, ସେହି ଲେଖାଗୁଡ଼ିକ ତାହାର ବିବରଣୀ ପ୍ରଦାନ କରେ। ସେହି ଲେଖାଗୁଡ଼ିକ ଦାଉଦଙ୍କ ପରାକ୍ରମ ଓ ତାଙ୍କ ପ୍ରତି ଘଟିତ ସକଳ ବିଷୟ ବର୍ଣ୍ଣନା କରେ। ଆଉ ସେଗୁଡ଼ିକ ଇସ୍ରାଏଲ ଓ ତାହାର ଚତୁର୍ଦ୍ଦିଗରେ ଥିବା ରାଜ୍ୟଗୁଡ଼ିକ ପ୍ରତି ଘଟିଥିବା ସକଳ ବିଷୟ ବର୍ଣ୍ଣନା କରେ।
24 ତେଣୁ ଯିହୂଦୀ ନେତାମାନେ ସେହି ପୂର୍ବରୁ ଅନ୍ଧଥିବା ଲୋକକୁ ଆଉଥରେ ଭିତରକୁ ଡାକିଲେ। ସେମାନେ କହିଲେ, “ତୁମ୍ଭେ ସତ୍ୟ କହି ପରମେଶ୍ୱରଙ୍କୁ ଗୌରବ ଦେବା ଉଚିତ୍। ଆମ୍ଭେ ଜାଣୁ ଯେ, ଏହି ଲୋକ (ଯୀଶୁ) ଜଣେ ପାପୀ।”
25 ଲୋକଟି ଉତ୍ତର ଦେଲା, “ସେ ପାପୀ କି ନୁହେଁ, ମୁଁ ଜାଣି ନାହିଁ। କିନ୍ତୁ ମୁଁ ଅନ୍ଧ ଥିଲି ଓ ବର୍ତ୍ତମାନ ଦେଖି ପାରୁଛି।”
26 ଯିହୂଦୀ ନେତାମାନେ ପଗ୍ଭରିଲେ, “ସେ ତୁମକୁ କ’ଣ କଲା? ସେ ତୁମ ଆଖିକୁ କିପରି ଭଲ କରିଦେଲା?”
27 ସେ ଲୋକ କହିଲା, “ମୁଁ ସେ କଥା ତୁମକୁ ଆଗରୁ କହିସାରିଛି। କିନ୍ତୁ ତୁମେ ମୋ’ କଥା ଶୁଣୁ ନାହଁ। ତୁମେ ପୁଣି କାହିଁକି ଶୁଣିବା ପାଇଁ ଗ୍ଭହୁଁଛ? ତୁମ୍ଭେ ମଧ୍ୟ କ’ଣ ତାହାଙ୍କର ଶିଷ୍ୟ ହେବା ପାଇଁ ଗ୍ଭହୁଁଛ?”
28 ଯିହୂଦୀନେତାମାନେ ଖୁବ୍ ରାଗିଯାଇ ତାକୁ ଗାଳି ଦେଲେ। ତା’ପରେ ସେମାନେ କହିଲେ, “ତୁମ୍ଭେ ସେହି ଲୋକର ଶିଷ୍ୟ। କିନ୍ତୁ ଆମ୍ଭେ ମୋଶାଙ୍କର ଶିଷ୍ୟ। 29 ଆମ୍ଭେ ଜାଣୁ, ପରମେଶ୍ୱର ମୋଶାଙ୍କୁ କଥା କହିଛନ୍ତି। କିଏ ଏ ଲୋକ କେଉଁଠାରୁ ଆସିଛି, ଆମ୍ଭେ ତାହା ସୁଦ୍ଧା ଜାଣି ନାହୁଁ।”
30 ଲୋକଟି ଉତ୍ତର ଦେଲା, “ଏହା ବଡ଼ ଆଶ୍ଚର୍ଯ୍ୟ କଥା। ଯୀଶୁ କେଉଁଠାରୁ ଆସିଛନ୍ତି ତୁମ୍ଭେ ଜାଣି ନାହଁ। କିନ୍ତୁ ସେ ମୋ’ ଆଖି ଭଲ କରିଦେଇଛନ୍ତି। 31 ଆମ୍ଭେ ସମସ୍ତେ ଜାଣୁ ଯେ, ପରମେଶ୍ୱର ପାପୀଙ୍କ କଥା ଶୁଣନ୍ତି ନାହିଁ। କିନ୍ତୁ ଯେଉଁ ଲୋକ ପରମେଶ୍ୱରଙ୍କ ଉପାସନା କରେ ଓ ତାହାଙ୍କ କଥା ପାଳନ କରେ ପରମେଶ୍ୱର ତା’ର କଥା ଶୁଣନ୍ତି। 32 ଆଜି ପର୍ଯ୍ୟନ୍ତ କେହି କେବେ ଜଣେ ଜନ୍ମ ଅନ୍ଧର ଆଖି ଖୋଲି ପାରି ନ ଥିଲେ। 33 ଏ ଲୋକ ନିଶ୍ଚିତ ରୂପରେ ପରମେଶ୍ୱରଙ୍କ ପାଖରୁ ଆସିଛି, ନ ହେଲେ ସେ ଏଭଳି କିଛି କାର୍ଯ୍ୟ କରି ପାରି ନ ଥା’ନ୍ତା।”
34 ଯିହୂଦୀମାନେ ଉତ୍ତର ଦେଲେ, “ତୁମ୍ଭେ ତ ସମ୍ପୂର୍ଣ୍ଣ ପାପରୁ ଜନ୍ମ ହୋଇଛ। ତୁମ୍ଭେ କ’ଣ ଆମ୍ଭକୁ ଶିକ୍ଷା ଦେବା ପାଇଁ ଚେଷ୍ଟା କରୁଛ?” ଏହା କହି ସେମାନେ ତାକୁ ଜବରଦସ୍ତ ତଡ଼ି ଦେଲେ।
ଆତ୍ମିକ ଅନ୍ଧତା
35 ଯୀଶୁ ଶୁଣିଲେ ଯେ, ଯିହୂଦୀନେତାମାନେ ସେ ଲୋକକୁ ଜବରଦସ୍ତ ତଡ଼ି ଦେଇଛନ୍ତି। ଯୀଶୁ ସେ ଲୋକକୁ ଖୋଜି ପାଇଲେ। ଏବଂ ସେ ତାହାକୁ ପଗ୍ଭରିଲେ, “ତୁମ୍ଭେ କ’ଣ ମନୁଷ୍ୟପୁତ୍ରଙ୍କୁ ବିଶ୍ୱାସ କର?”
36 ସେ ଲୋକଟି ପଗ୍ଭରିଲା, “ଗୁରୁ, ମନୁଷ୍ୟପୁତ୍ର କିଏ? ମୋତେ କୁହନ୍ତୁ ଯେପରି ମୁଁ ତାହାଙ୍କଠାରେ ବିଶ୍ୱାସ କରିପାରେ।”
37 ଯୀଶୁ ତାହାକୁ କହିଲେ, “ତୁମ୍ଭେ ତାହାଙ୍କୁ ଦେଖି ସାରିଛ। ତୁମ୍ଭ ସହିତ ବର୍ତ୍ତମାନ ଯିଏ କଥା ହେଉଛନ୍ତି, ସେ ସେହି ମନୁଷ୍ୟପୁତ୍ର।”
38 ସେ ଲୋକଟି ଉତ୍ତର ଦେଲା, “ହଁ, ପ୍ରଭୁ ମୁଁ ବିଶ୍ୱାସ କରେ।” ସେ ମୁଣ୍ଡ ନୁଆଁଇ ଯୀଶୁଙ୍କୁ ପ୍ରଣାମ କଲା।
39 ଯୀଶୁ କହିଲେ, “ମୁଁ ଜଗତକୁ ଆସିଛି, ଯେପରି ଏ ଜଗତ ବିଗ୍ଭରିତ ହେବ। ମୁଁ ଆସଛି ଯେପରି ଅନ୍ଧ ଲୋକମାନେ ଦେଖି ପାରିବେ। ଏବଂ ଯେଉଁମାନେ ଦେଖି ପାରୁଛନ୍ତି ବୋଲି ମନେ ମନେ ଭାବୁଛନ୍ତି, ସେମାନେ ଅନ୍ଧ ହେବେ।”
40 ଯୀଶୁଙ୍କ ପାଖରେ କେତେକ ଫାରୂଶୀ ଥିଲେ। ସେମାନେ ଯୀଶୁଙ୍କର ଏପରି କହିବା ଶୁଣିଲେ। ସେମାନେ ପଗ୍ଭରିଲେ, “କ’ଣ? ତା’ ମାନେ ତୁମ୍ଭେ କହୁଛ ଯେ ଆମ୍ଭେ ମଧ୍ୟ ଅନ୍ଧ?”
41 ଯୀଶୁ କହିଲେ, “ତୁମ୍ଭେ ଯଦି ପ୍ରକୃତରେ ଅନ୍ଧ ହୋଇଥା’ନ୍ତ, ତେବେ ଦୋଷୀ ବିବେଚିତ ହୁଅନ୍ତ ନାହିଁ। କିନ୍ତୁ ତୁମ୍ଭେ କହୁଛ ଯେ ତୁମ୍ଭେ ଦେଖି ପାରୁଛ, ତେଣୁ ତୁମ୍ଭେ ଦୋଷୀ।”
2010 by World Bible Translation Center