Old/New Testament
ଶଲୋମନ ଜ୍ଞାନ ମାଗନ୍ତି
1 ଯେହେତୁ ସଦାପ୍ରଭୁ ପରମେଶ୍ୱର ତାଙ୍କ ସହିତ ଥିଲେ, ଦାଉଦଙ୍କର ପୁତ୍ର ଶଲୋମନ ଜଣେ ପ୍ରତିଷ୍ଠିତ ରାଜା ହେବାକୁ ସକ୍ଷମ ହୋଇଥିଲେ। ସଦାପ୍ରଭୁ ତାଙ୍କୁ ଅତ୍ୟନ୍ତ ମହାନ କଲେ।
2 ଇସ୍ରାଏଲର ଲୋକମାନଙ୍କ ସହ ଶଲୋମନ କଥା ହେଲେ। ସେ 1000 ସୈନ୍ୟ ବିଶିଷ୍ଟ ସୈନ୍ୟଦଳର ଦଳପତି ଓ 100 ସୈନ୍ୟ ବିଶିଷ୍ଟ ସୈନ୍ୟଦଳର ଦଳପତି ଓ ବିଗ୍ଭରକର୍ତ୍ତା ଏବଂ ସମସ୍ତ ଇସ୍ରାଏଲର ନେତାମାନଙ୍କ ସହ ପୁଣି ପରିବାରଗୁଡ଼ିକର ମୁଖ୍ୟଙ୍କ ସହ କଥା ହେଲେ। 3 ଏହା ପରେ ଶଲୋମନ ଓ ତାଙ୍କ ସହିତ ସମଗ୍ର ସମାଜ ଏବଂ ଗିବିୟୋନର ପର୍ବତ ଶିଖସ୍ଥ ପୂଜାସ୍ଥଳକୁ ଗଲେ। ପରମେଶ୍ୱରଙ୍କ ସମାଗମ-ତମ୍ବୁ ସେଠାରେ ଥିଲା। ଯେତେବେଳେ ସେମାନେ ମରୁ ପ୍ରାନ୍ତରରେ ଥିଲେ ସଦାପ୍ରଭୁଙ୍କ ଦାସ ମୋଶା ସେହି ତମ୍ବୁ ନିର୍ମାଣ କରିଥିଲେ। 4 ସଦାପ୍ରଭୁଙ୍କ ନିୟମ-ସିନ୍ଦୁକକୁ ଦାଉଦ ଯିରୁଶାଲମକୁ କିରିୟତ ଯିୟାରୀମଠାରୁ ଆଣିଥିଲେ। ଯିରୁଶାଲମରେ ଏହାକୁ ସ୍ଥାପନ କରିବା ନିମନ୍ତେ ଦାଉଦ ଏକ ସ୍ଥାନ ନିରୂପଣ କରିଥିଲେ। ଦାଉଦ ଯିରୁଶାଲମରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ପାଇଁ ଏକ ତମ୍ବୁ ନିର୍ମାଣ କରିଥିଲେ। 5 ହୁରଙ୍କ ପୁତ୍ର ଊରି, ଊରିଙ୍କ ପୁତ୍ର ବତ୍ସଲେଲ ଏକ ପିତ୍ତଳର ଯଜ୍ଞବେଦି ନିର୍ମାଣ କରିଥିଲେ। ଏହି ପିତ୍ତଳର ଯଜ୍ଞବେଦି ଗିବିୟୋନଠାରେ ସଦାପ୍ରଭୁଙ୍କ ତମ୍ବୁ ସମ୍ମୁଖରେ ଥିଲା। ତେଣୁ ଶଲୋମନ ଏବଂ ଲୋକମାନେ ଗିବିୟୋନକୁ ସଦାପ୍ରଭୁଙ୍କ ପରାମର୍ଶ କରିବାକୁ ଗଲେ। 6 ସମାଗମ-ତମ୍ବୁର ସମ୍ମୁଖରେ ସଦାପ୍ରଭୁଙ୍କ ଆଗରେ ପିତ୍ତଳ ବେଦି ଆଡ଼କୁ ଶଲୋମନ ଗଲେ। ବେଦି ଉପରେ ଶଲୋମନ 1000 ଗୋଟି ସମ୍ପୂର୍ଣ୍ଣ ହୋମବଳି ଅର୍ପଣ କଲେ।
7 ସେହି ରାତ୍ରିରେ ପରମେଶ୍ୱର ଶଲୋମନଙ୍କ ନିକଟକୁ ଆସିଲେ। ପରମେଶ୍ୱର କହିଲେ, “ଶଲୋମନ, ଆମ୍ଭେ ତୁମ୍ଭକୁ କ’ଣ ଦେବା ବୋଲି ତୁମ୍ଭେ ଗ୍ଭହଁ, ତାହା ଆମ୍ଭକୁ ମାଗ।”
8 ଶଲୋମନ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ମୋର ବାପା ଦାଉଦଙ୍କ ପ୍ରତି ଅତ୍ୟନ୍ତ ଦୟାଳୁ ଥିଲ। ମୋର ବାପାଙ୍କ ସ୍ଥାନରେ ନୂତନ ରାଜା ହେବା ନିମନ୍ତେ ତୁମ୍ଭେ ମୋତେ ମନୋନୀତ କଲ। 9 ବର୍ତ୍ତମାନ ସଦାପ୍ରଭୁ ପରମେଶ୍ୱର, ମୋର ବାପା ଦାଉଦଙ୍କୁ ଦେଇଥିବା ପ୍ରତିଜ୍ଞା ରକ୍ଷା କର। ଏକ ଅତି ବଡ଼ ଜାତିର ରାଜା ହେବା ନିମନ୍ତେ ତୁମ୍ଭେ ମୋତେ ମନୋନୀତ କରିଛ। ସେଠାରେ ଅନେକ ଲୋକ ଅଛନ୍ତି ସେମାନେ ପୃଥିବୀର ଧୂଳି ସଦୃଶ। 10 ମୋତେ ଜ୍ଞାନ ଓ ବୁଦ୍ଧି ଦିଅ, ଯେପରି ଏହି ଲୋକମାନଙ୍କୁ ମୁଁ ଉଚିତ୍ ମାର୍ଗରେ କଢ଼ାଇ ନେଇ ପାରିବି। ତୁମ୍ଭର ସାହାଯ୍ୟ ବିନା ଏହି ଲୋକମାନଙ୍କୁ କେହି ଶାସନ କରି ପାରିବ ନାହିଁ।”
11 ପରମେଶ୍ୱର ଶଲୋମନଙ୍କୁ କହିଲେ, “ଆମ୍ଭେ ଏହା କରିବା କାରଣ ଏହା ତୁମ୍ଭର ଇଚ୍ଛା ଥିଲା। ତୁମ୍ଭେ ଧନ, ସମ୍ପତ୍ତି ବା ସମ୍ମାନ ମାଗିଲ ନାହିଁ। ତୁମ୍ଭ ଶତ୍ରୁମାନଙ୍କର ବିନାଶ ତୁମ୍ଭେ ଗ୍ଭହିଁଲ ନାହିଁ। ପୁଣି ତୁମ୍ଭର ଦୀର୍ଘାୟୁ ମଧ୍ୟ ତୁମ୍ଭେ ମାଗିଲ ନାହିଁ। ତୁମ୍ଭେ କେବଳ ଜ୍ଞାନ ଓ ବୁଦ୍ଧି ମାଗିଲ, ଯେପରି ତୁମ୍ଭେ ମୋର ଲୋକମାନଙ୍କୁ ବୁଦ୍ଧିମାନରେ ନିଷ୍ପତ୍ତି ଦେଇପାର, ଯେଉଁ ଲୋକମାନଙ୍କୁ ଶାସନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ମନୋନୀତ କରିଛୁ। 12 ଏଣୁ ଆମ୍ଭେ ତୁମ୍ଭକୁ ଜ୍ଞାନ ଓ ବୁଦ୍ଧିରେ ପୂର୍ଣ୍ଣ କରିବା। ଆଉ ମଧ୍ୟ ଆମ୍ଭେ ତୁମ୍ଭକୁ ଧନ, ସମ୍ପତ୍ତି ଓ ସମ୍ମାନ ପ୍ରଦାନ କରିବା। ତୁମ୍ଭ ପୂର୍ବରୁ କୌଣସି ରାଜାର ଏପରି ଧନ ବା ସମ୍ମାନ ନ ଥିଲା। ଏବଂ ଭବିଷ୍ୟତରେ ମଧ୍ୟ କୌଣସି ରାଜାର ଏପରି ଧନସମ୍ମାନ ରହିବ ନାହିଁ।”
13 ତା’ପରେ ଶଲୋମନ ସମାଗମ-ତମ୍ବୁକୁ ତ୍ୟାଗ କଲେ, ଯେଉଁଟାକି ଗିବିୟୋନରେ ଏକ ଉପାସନା ସ୍ଥଳରେ ଥିଲା ଏବଂ ଇସ୍ରାଏଲର ରାଜା ଯିରୁଶାଲମକୁ ଫେରିଗଲେ ଓ ଶାସନ କଲେ।
ଶଲୋମନ ତାଙ୍କର ସୈନ୍ୟଦଳ ଓ ସମ୍ପତ୍ତି ଗଠନ କରନ୍ତି
14 ତାଙ୍କର ସୈନ୍ୟଦଳ ନିମନ୍ତେ ଶଲୋମନ ଘୋଡ଼ାସବୁ ଓ ରଥସବୁ ସଂଗ୍ରହ କରିବାକୁ ଆରମ୍ଭ କଲେ। ଶଲୋମନ 1400 ଟି ରଥ ଓ 12,000 ଅଶ୍ୱ ସଂଗ୍ରହ କଲେ। ଶଲୋମନ ସେମାନଙ୍କୁ ରଥର ସହରରେ ରଖିଲେ। ଆଉ କେତେକଙ୍କୁ ଶଲୋମନ ଯିରୁଶାଲମରେ ରାଜାଙ୍କ ନିକଟରେ ରଖିଲେ। 15 ଯେତେ ପରିମାଣରେ ପଥର, ଏରସ କାଠ, ସିକ୍ମୋର କାଠ ଯିରୁଶାଲମରେ ଥିଲା, ରାଜା ସେତେ ପରିମାଣର ସୁନା ଓ ରୂପା ଆଣିଲେ। 16 କ୍ୟୁଏ ଏବଂ ମିଶରରୁ ଶଲୋମନ ଘୋଡ଼ାସବୁ କିଣିଲେ। ରାଜାଙ୍କର ବଣିକମାନେ ଘାଡ଼ାସବୁ କିଣିବାକୁ କ୍ୟୁଏକୁ ଗଲେ। 17 ଶଲୋମନଙ୍କ ବେପାରିମାନେ ମିଶରରୁ ଗୋଟିଏ ରଥକୁ 600 ରୂପାମୁଦ୍ରା ଏବଂ ଗୋଟିଏ ଘୋଡ଼ାକୁ 150 ରୂପାମୁଦ୍ରା ଦେଇ କିଣିଲେ। ଏହା ପରେ ବେପାରିମାନେ ଘୋଡ଼ା ଓ ରଥସବୁ ହିତ୍ତୀୟ ଓ ଅରାମ ଲୋକମାନଙ୍କର ସମସ୍ତ ରାଜାମାନଙ୍କୁ ବିକିଲେ।
ମନ୍ଦିର ଓ ପ୍ରାସାଦ ନିର୍ମାଣ ନିମନ୍ତେ ଶଲୋମନଙ୍କ ଯୋଜନା
2 ସଦାପ୍ରଭୁଙ୍କ ନାମକୁ ସମ୍ମାନିତ କରିବା ନିମନ୍ତେ ଶଲୋମନ ଏକ ମନ୍ଦିର ନିର୍ମାଣ କରିବାକୁ ଯୋଜନା କଲେ। ଆହୁରି ମଧ୍ୟ ନିଜ ନିମନ୍ତେ ଏକ ରାଜକୀୟ ଗୃହ ନିର୍ମାଣ କରିବାକୁ ଶଲୋମନ ଯୋଜନା କଲେ। 2 ଶଲୋମନ ପର୍ବତଗୁଡ଼ିକରୁ ପଥର କାଟିବା ନିମନ୍ତେ 70,000 ଶ୍ରମିକ ଓ 80,000 ପଥରକଟାଳୀ ସଂଗ୍ରହ କଲେ। ଆଉ ତଦାରଖ କାର୍ଯ୍ୟ କରିବା ନିମନ୍ତେ 3600 ତଦାରଖକାରୀଙ୍କୁ ମନୋନୀତ କଲେ।
3 ଏହା ପରେ ଶଲୋମନ, ହୂରମ୍ ନିକଟକୁ ବାର୍ତ୍ତା ପଠାଇଲେ। ହୂରମ୍, ସୋର ସହରର ରାଜା ଥିଲେ।
ଶଲୋମନ କହିଲେ, “ମୋର ବାପା ଦାଉଦଙ୍କୁ ସାହାଯ୍ୟ କଲାପରି ମୋତେ ମଧ୍ୟ ସାହାଯ୍ୟ କର। ତୁମ୍ଭେ ଦେବଦାରୁ ଗଛର କାଠ ତାଙ୍କ ନିକଟକୁ ପଠାଇଲ, ଯେପରି ସେ ବାସ କରିବା ନିମନ୍ତେ ଏକ ଗୃହ ନିର୍ମାଣ କରି ପାରନ୍ତି। 4 ସଦାପ୍ରଭୁ ମୋର ପରମେଶ୍ୱରଙ୍କ ନାମକୁ ସମ୍ମାନ ଦେବା ନିମନ୍ତେ ମୁଁ ଏକ ମନ୍ଦିର ନିର୍ମାଣ କରିବି। ମନ୍ଦିରରେ ଆମ୍ଭେ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜଳାଇବୁ ଏବଂ ବିଶେଷ ମେଜ ଉପରେ ପବିତ୍ର ରୋଟୀ ସବୁବେଳେ ଅର୍ପଣ କରିବୁ। ଆମ୍ଭେମାନେ ପ୍ରତ୍ୟେକ ସକାଳ ଏବଂ ସନ୍ଧ୍ୟାରେ, ପ୍ରତ୍ୟେକ ବିଶ୍ରାମ ଦିନରେ, ପ୍ରତ୍ୟେକ ଅମାବାସ୍ୟା ଦିନରେ ଏବଂ ଅନ୍ୟାନ୍ୟ ପର୍ବ ଦିନରେ ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କୁ ହୋମବଳି ଦେବୁ। ଇସ୍ରାଏଲ ଚିରଦିନ ଏହା କରିବ।
5 “ଆମ୍ଭର ପରମେଶ୍ୱର ଅନ୍ୟ ସମସ୍ତ ଦେବତାଗଣ ଅପେକ୍ଷା ମହାନ ଅଟନ୍ତି। ତେଣୁ ମୁଁ ତାଙ୍କ ନିମନ୍ତେ ଏକ ବିରାଟ ମନ୍ଦିର ନିର୍ମାଣ କରିବି। 6 ବାସ୍ତବରେ କୌଣସି ବ୍ୟକ୍ତି ଆମ୍ଭର ପରମେଶ୍ୱରଙ୍କୁ ଭିତରେ ରଖିବା ପାଇଁ ଏକ ଗୃହ ନିର୍ମାଣ କରି ପାରିବ ନାହିଁ। ଏପରିକି ସ୍ୱର୍ଗ ବା ସର୍ବୋଚ୍ଚ ସ୍ୱର୍ଗ ମଧ୍ୟ ତାଙ୍କୁ ଧାରଣ କରି ପାରିବ ନାହିଁ। ମୁଁ ମଧ୍ୟ ପରମେଶ୍ୱରଙ୍କ ନିମନ୍ତେ ଏକ ମନ୍ଦିର ନିର୍ମାଣ କରି ପାରିବି ନାହିଁ। କେବଳ ତାଙ୍କଠାରେ ନୈବେଦ୍ୟ ଉତ୍ସର୍ଗ କରିବା ପାଇଁ ଏକ ସ୍ଥାନ ନିର୍ମାଣ କରିପାରେ।
7 “ବର୍ତ୍ତମାନ, ଆପଣ ମୋ’ ନିକଟକୁ ସ୍ୱର୍ଣ୍ଣ, ରୌପ୍ୟ, ପିତ୍ତଳ, ଓ ଲୌହ କର୍ମରେ ପାରଦର୍ଶୀ ଏକ ବ୍ୟକ୍ତିକୁ ପଠାଇବାକୁ ମୁଁ ଗ୍ଭହେଁ। ସେହି ବ୍ୟକ୍ତି ବାଇଗଣୀ, ଲାଲ୍ ଏବଂ ନୀଳ ବର୍ଣ୍ଣର ଲୁଗାରେ କାର୍ଯ୍ୟ କରିପାରୁଥିବା ଆବଶ୍ୟକ। ମୋର ବାପାଙ୍କ ଦ୍ୱାରା ମନୋନୀତ କାରିଗରମାନଙ୍କ ସହ ସେହି ବ୍ୟକ୍ତି ଯିହୁଦା ଏବଂ ଯିରୁଶାଲମରେ କାର୍ଯ୍ୟ କରିବ। 8 ଆହୁରି ମଧ୍ୟ ଲିବାନୋନ୍ରୁ ମୋ’ ନିକଟକୁ ଦେବଦାରୁ ଏବଂ ଚନ୍ଦନ ଗଛର କାଠ ପଠାନ୍ତୁ। ତୁମ୍ଭର ଦାସମାନେ ଲିବାନୋନ୍ର କାଠଗଣ୍ଡି କାଟି ଆଣିବାରେ ସିଦ୍ଧ ହସ୍ତ, ଏହା ମୁଁ ଜାଣେ। ମୋର ଦାସମାନେ, ତୁମ୍ଭର ଦାସମାନଙ୍କୁ ସାହାଯ୍ୟ କରିବେ। 9 ମୁଁ ବହୁତ ପରିମାଣର କାଠ ଆବଶ୍ୟକ କରେ; କାରଣ ଯେଉଁ ମନ୍ଦିର ମୁଁ ନିର୍ମାଣ କରୁଛି, ତାହା ବହୁତ ବଡ଼ ଓ ସୌନ୍ଦର୍ଯ୍ୟରେ ପୂର୍ଣ୍ଣ ହେବ। 10 କାଠଗଣ୍ଡି ନିମନ୍ତେ ଗଛ କାଟିବା ପାଇଁ ମୁଁ ଏହିଭଳି ଭାବରେ ତୁମ୍ଭ ଦାସମାନଙ୍କୁ ମୂଲ୍ୟ ଦେଇପାରେ। ମୁଁ ସେମାନଙ୍କ ଖାଦ୍ୟ ନିମନ୍ତେ 20,000 ମହଣ ଗହମ, ଓ 20,000 ମହଣ ଦ୍ରାକ୍ଷାରସ ଏବଂ ତୈଳ 20,000 ମହଣ ପ୍ରଦାନ କରିବି।”
11 ତା’ପରେ ସୋରର ରାଜା ହୂରମ୍, ଶଲୋମନ ନିକଟକୁ ଏକ ଲିଖିତ ବାର୍ତ୍ତା ପଠାଇଲେ। ସେହି ବାର୍ତ୍ତା ଥିଲା:
“ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଭଲ ପାଆନ୍ତି। ସେଥିପାଇଁ ସେ ତୁମ୍ଭକୁ ରାଜା ରୂପେ ମନୋନୀତ କରିଅଛନ୍ତି।” 12 ହୂରମ୍ ଆହୁରି ମଧ୍ୟ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଶଂସା କର। ସେ ସ୍ୱର୍ଗ ଓ ମର୍ତ୍ତ୍ୟ ସୃଷ୍ଟି କଲେ। ସେ ରାଜା ଦାଉଦଙ୍କୁ ଏକ ଜ୍ଞାନୀ ପୁତ୍ର ଦେଲେ, ଜଣେ ପୁତ୍ର ଯାହାର ଜ୍ଞାନ ଓ ବୁଝାମଣା ଶକ୍ତି ଅଛି। ସେହି ପୁତ୍ର ସଦାପ୍ରଭୁଙ୍କ ନିମନ୍ତେ ଏକ ମନ୍ଦିର ଏବଂ ନିଜ ନିମନ୍ତେ ଏକ ରାଜକୀୟ ପ୍ରାସାଦ ନିର୍ମାଣ କରୁଛନ୍ତି। 13 ମୁଁ ମୋର ବାପାଙ୍କ କାରିଗରମାନଙ୍କ ମଧ୍ୟରୁ ଜଣକୁ ତୁମ୍ଭ ନିକଟକୁ ପଠାଇବି। 14 ତାଙ୍କର ମା ଦାନ୍ ଗୋଷ୍ଠୀରୁ ଆସିଥିଲେ ଏବଂ ତାଙ୍କ ବାପା ସୋର ସହରରୁ ଆସିଥିଲେ। ତାଙ୍କର ସ୍ୱର୍ଣ୍ଣ, ରୌପ୍ୟ, ପିତ୍ତଳ, ଲୌହ, ପ୍ରସ୍ତର ଓ କାଠ ଉପରେ କାର୍ଯ୍ୟ କରିବାର ଦକ୍ଷତା ଅଛି ଏବଂ ବାଇଗଣୀ, ଲାଲ୍, ନୀଳ ଓ ଦାମୀ ବସ୍ତ୍ର ଉପରେ ମଧ୍ୟ କାର୍ଯ୍ୟ କରିବାର ଦକ୍ଷତା ଅଛି। ତାଙ୍କୁ ତୁମ୍ଭେ ଯାହାକିଛି ତିଆରି କରିବାକୁ କହିବ, ସେ ତାହା କରି ପାରିବେ। ସେ ତୁମ୍ଭର କାରିଗର ଓ ତୁମ୍ଭ ବାପାଙ୍କ କାରିଗରମାନଙ୍କ ସହ ମିଶି କାର୍ଯ୍ୟ କରିବେ।
15 “ମହାଶୟ, ବର୍ତ୍ତମାନ ଆମକୁ ଗହମ, ବାର୍ଲି, ତୈଳ ଓ ଦ୍ରାକ୍ଷାରସ ଦିଅନ୍ତୁ, ଯାହା ଆପଣ ଦେବାକୁ ପ୍ରତିଜ୍ଞା କଲେ। ଏହି ଦ୍ରବ୍ୟସବୁ ମୋର ଦାସମାନଙ୍କୁ ଦିଅ। 16 ଆଉ ଆମ୍ଭେ ଲିବାନୋନ୍ରୁ କାଠ କାଟି ଆଣିବୁ। ତୁମ୍ଭେ ଯେତେ ପରିମାଣର କାଠଗଣ୍ଡି ଗ୍ଭହଁ, ତାହା ଆମ୍ଭେ କାଟି ଆଣିପାରିବୁ। ସମୁଦ୍ର ଦେଇ କାଠ ଭେଳାରେ, କାଠଗଣ୍ଡିଗୁଡ଼ିକ ଆମ୍ଭେ ଜାଫୋକୁ ଆଣିବୁ। ତା’ପରେ ତୁମ୍ଭେ ସେ କାଠଗଣ୍ଡିଗୁଡ଼ିକୁ ଯିରୁଶାଲମକୁ ନେଇଯିବ।”
17 ଏହା ପରେ ଇସ୍ରାଏଲ ଦେଶରେ ରହୁଥିବା ପ୍ରତ୍ୟେକ ବିଦେଶୀଙ୍କୁ ଶଲୋମନ ଗଣତି କଲେ। ଶଲୋମନଙ୍କର ପିତା ଦାଉଦ ଗଣନା କଲାପରେ ଏହା କରାଯାଇଥିଲା। ସେମାନେ ଦେଶରେ 153,600 ବିଦେଶୀଙ୍କୁ ପାଇଲେ। 18 ଶଲୋମନ 70,000 ବିଦେଶୀଙ୍କୁ ଜିନିଷ ବୋହିବା ନିମନ୍ତେ ବାଛିଲେ। ଶଲୋମନ 80,000 ବିଦେଶୀଙ୍କୁ ପର୍ବତରୁ ପଥର କାଟିବା ନିମନ୍ତେ ବାଛିଲେ। ଆଉ ଶଲୋମନ 3600 ବିଦେଶୀ ଲୋକଙ୍କୁ କାର୍ଯ୍ୟ କରାଇବା ନିମନ୍ତେ ପର୍ଯ୍ୟବେକ୍ଷକ ରୂପେ ବାଛିଲେ।
ଶଲୋମନ ମନ୍ଦିର ନିର୍ମାଣ କରନ୍ତି
3 ଯିରୁଶାଲମର ମୋରିୟା ପର୍ବତ ଉପରେ ଶଲୋମନ ସଦାପ୍ରଭୁଙ୍କର ମନ୍ଦିରର ନିର୍ମାଣ କାର୍ଯ୍ୟ ଆରମ୍ଭ କଲେ। ଏହି ମୋରିୟା ପର୍ବତ ଉପରେ ସଦାପ୍ରଭୁ ଶଲୋମନଙ୍କ ବାପା ଦାଉଦଙ୍କ ନିକଟରେ ଆବିର୍ଭାବ ହୋଇଥିଲେ। ଦାଉଦ ଯେଉଁ ସ୍ଥାନ ପ୍ରସ୍ତୁତ କରିଥିଲେ, ଶଲୋମନ ସେହି ସ୍ଥାନ ଉପରେ ମନ୍ଦିର ନିର୍ମାଣ କଲେ। ସେହି ସ୍ଥାନଟି ଯିବୂଷୀୟ ଅରୁଣାହଃ ଗହମ ଦଳନ ସ୍ଥାନ ଥିଲା। 2 ଶଲୋମନଙ୍କର ରାଜତ୍ୱର ଚତୁର୍ଥ ବର୍ଷର ଦ୍ୱିତୀୟ ମାସରେ ସେ କାର୍ଯ୍ୟ ଆରମ୍ଭ କଲେ।
3 ପରମେଶ୍ୱରଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ ନିମନ୍ତେ ଶଲୋମନ ଏହି ପ୍ରକାରର ମାପ ବ୍ୟବହାର କରିଥିଲେ। ଭିତ୍ତିମୂଳ ଷାଠିଏ ହାତ ଲମ୍ବ ଓ କୋଡ଼ିଏ ହାତ ପ୍ରସ୍ଥ ଥିଲା। ଶଲୋମନ ମନ୍ଦିରର ମାପ ନେଲାବେଳକୁ ପୁରୁଣା ମାପର ବ୍ୟବହାର କରିଥିଲେ। 4 ମନ୍ଦିରର ସମ୍ମୁଖ ଭାଗ ଅଗଣା କୋଡ଼ିଏ ହାତ ମନ୍ଦିର ସହିତ ସମାନ ପ୍ରସ୍ଥ ଥିଲା ଓ 120 ହାତ ଉଚ୍ଚତା ବିଶିଷ୍ଟ ଥିଲା। ଏହି ଅଗଣାର ସମ୍ମୁଖ ଭାଗର ଭିତର ଅଂଶକୁ ଶଲୋମନ ଶୁଦ୍ଧ ସୁବର୍ଣ୍ଣରେ ଢାଙ୍କି ଥିଲେ। 5 ବଡ଼ କୋଠରୀର କାନ୍ଥରେ ଶଲୋମନ ଦେବଦାରୁ କାଠର ଆସ୍ତରଣ ଦେଇ ତା’ ଉପରେ ଶୁଦ୍ଧ ସୁବର୍ଣ୍ଣ ଆଚ୍ଛାଦନ କଲେ। ଏବଂ ସେଥିରେ ଖଜୁରୀ ଗଛ ଓ ଜଞ୍ଜିରର ଛବି ଦେଲେ। 6 ସୌନ୍ଦର୍ଯ୍ୟତା ନିମନ୍ତେ ମନ୍ଦିରରେ ଶଲୋମନ ଦାମୀ ପଥରସବୁ ଲଗାଇଲେ। ଶଲୋମନ ଯେଉଁ ସୁନା ବ୍ୟବହାର କରୁଥିଲେ, ସେଗୁଡ଼ିକ ପର୍ବୟିମ ଦେଶରୁ ଆସିଥିଲା। 7 କଡ଼ିକାଠ, ଚୌକାଠ, କାନ୍ଥ ଓ ଦ୍ୱାରସବୁ ଶଲୋମନ ସୁବର୍ଣ୍ଣରେ ଆଚ୍ଛାଦନ କଲେ। କାନ୍ଥରେ କିରୁବଦୂତଗଣଙ୍କର ଛବି ଶଲୋମନ ଖୋଦାଇଲେ।
8 ଏହା ପରେ ଶଲୋମନ ମହାପବିତ୍ର ସ୍ଥାନ ନିର୍ମାଣ କଲେ। ଏହା ମହାପବିତ୍ର ସ୍ଥଳର ଦୈର୍ଘ୍ୟ କୋଡ଼ିଏ ହାତ ଏବଂ ପ୍ରସ୍ଥ କୋଡ଼ିଏ ହାତ ଥିଲା। ଏହି ସ୍ଥାନ ମନ୍ଦିରର ଅବଶିଷ୍ଟ ସ୍ଥାନ ଭଳି ଥିଲା। ଏହି ମହାପବିତ୍ର ସ୍ଥଳର କାନ୍ଥରେ ଶଲୋମନ ଶୁଦ୍ଧ ସୁବର୍ଣ୍ଣ ମଡ଼ାଇଲେ। ଏହି ସୁନାର ଓଜନ 20,580 କିଲୋଗ୍ରାମରୁ ଅଧିକ ଥିଲା। 9 ସ୍ୱର୍ଣ୍ଣ କଣ୍ଟକର ଓଜନ 575 ଗ୍ରାମ ଥିଲା। ଶଲୋମନ ଉପରିସ୍ଥ କୋଠରୀଗୁଡ଼ିକୁ ମଧ୍ୟ ସୁନାରେ ଆଚ୍ଛାଦନ କଲେ। 10 ଶଲୋମନ ମହାପବିତ୍ର ସ୍ଥାନରେ ସ୍ଥାପନ କରିବା ନିମନ୍ତେ ଦୁଇଟି କିରୂବ ମୂର୍ତ୍ତି ନିର୍ମାଣ କଲେ। କାରିଗରମାନେ ଏହି କିରୁବଦୂତଗଣଙ୍କର ମୂର୍ତ୍ତିଗୁଡ଼ିକୁ ସୁନାରେ ଆଚ୍ଛାଦନ କଲେ। 11 ଏହି କିରୁବଦୂତଗଣଙ୍କ ଡେଣା ପାଞ୍ଚ ହାତ ଲମ୍ବ ଥିଲା। ଡେଣାମାନଙ୍କର ସମ୍ପୂର୍ଣ୍ଣ ଲମ୍ବ କୋଡ଼ିଏ ହାତ ଥିଲା। ପ୍ରଥମ କିରୂବ ଦୂତଗଣର ଗୋଟିଏ ଡେଣା କୋଠରୀର ଏକ ପାଖ କାନ୍ଥକୁ ସ୍ପର୍ଶ କରୁଥିଲା। ଯେଉଁଟା କି ପାଞ୍ଚ ହାତ ଦୂରରେ ଥିଲା। 12 ଦ୍ୱିତୀୟ କିରୁବଦୂତଗଣର ଗୋଟିଏ ଡେଣା କୋଠରୀର ଆର ପାର୍ଶ୍ୱର କାନ୍ଥକୁ ସ୍ପର୍ଶ କରୁଥିଲା, ଯେଉଁଟାକି ପାଞ୍ଚ ହାତ ଦୂରରେ ଥିଲା। ଦ୍ୱିତୀୟ କିରୁବଦୂତଗଣର ଅନ୍ୟ ଡେଣାଟି ପ୍ରଥମ କିରୁବଦୂତଗଣର ଗୋଟିଏ ଡେଣାକୁ ସ୍ପର୍ଶ କରୁଥିଲା, ଯେଉଁଟାକି ପାଞ୍ଚ ହାତ ଦୂରରେ ଥିଲା। 13 ଏହି କିରୁବଦୂତଗଣଙ୍କର ଡେଣା ମୋଟରେ କୋଡ଼ିଏ ହାତ ସ୍ଥାନ ଆଚ୍ଛାଦନ କରୁଥିଲା। ଏହି କିରୁବଦୂତଗଣ ମନ୍ଦିର ଆଡ଼କୁ ମୁହଁକରି ଛିଡ଼ା ହୋଇଥିଲେ।
14 ଶଲୋମନ ନୀଳ, ବାଇବଗଣୀ, ଏବଂ ଲାଲ୍ ରଙ୍ଗର ଦାମୀ ବସ୍ତ୍ର ବ୍ୟବହାର କରି ପରଦା ବନାଇଲେ। ଏହି ପରଦା ଉପରେ ଶଲୋମନ କିରୁବଦୂତଗଣର ଆକୃତି ବୁଣିଲେ।
15 ଶଲୋମନ ମନ୍ଦିରର ସମ୍ମୁଖରେ ଦୁଇଟି ସ୍ତମ୍ଭ ରଖିଲେ। ଏହି ସ୍ତମ୍ଭ ପଞ୍ଚତିରିଶ୍ ହାତ ଉଚ୍ଚ ଥିଲା। ଏହି ସ୍ତମ୍ଭ ଦୁଇଟିର ଅଗ୍ରଭାଗ ପାଞ୍ଚ ହାତରୁ ଟିକେ ଅଧିକ ଲମ୍ବ ଥିଲା। 16 ଶଲୋମନ ହାର ପରି ଜଞ୍ଜିର ବନାଇଲେ। ଏହି ଜଞ୍ଜିରକୁ ସ୍ତମ୍ଭ ଦୁଇଟିର ଉପରି ଭାଗରେ ରଖିଲେ। ଶଲୋମନ 100ଟି ଡାଳିମ୍ବ ଆକୃତି ଚିତ୍ର ବନାଇଲେ ଏବଂ ସେଗୁଡ଼ିକୁ ଜଞ୍ଜିରରେ ଲଗାଇଲେ। 17 ଏହା ପରେ ଶଲୋମନ ମନ୍ଦିର ସମ୍ମୁଖରେ ସ୍ତମ୍ଭ ଦୁଇଟିକୁ ଛିଡ଼ା କରାଇଲେ। ଗୋଟିଏ ସ୍ତମ୍ଭ ବାମ ପାର୍ଶ୍ୱରେ ଓ ଅନ୍ୟଟି ଦକ୍ଷିଣ ପାର୍ଶ୍ୱରେ ଛିଡ଼ା ହେଲା। ଦକ୍ଷିଣ ପାର୍ଶ୍ୱରେ ଥିବା ସ୍ତମ୍ଭର ନାମ ଶଲୋମନ “ଯାଖୀନ୍” ରଖିଲେ। ଏବଂ ବାମ ପାର୍ଶ୍ୱସ୍ଥ ସ୍ତମ୍ଭର ନାମ ଶଲୋମନ “ବୋୟସ୍” ରଖିଲେ।
ମେଷପାଳକ ଓ ତା’ର ମେଷ
10 ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଯଦି କୌଣସି ଲୋକ ମେଷଶାଳରେ ପ୍ରବେଶ କରେ, ତେବେ ସେ ଦ୍ୱାର ବାଟେ ଯିବା ଉଚିତ୍। ଯଦି ସେ ଅନ୍ୟ ବାଟ ଚଢ଼ି ଭିତରକୁ ଯାଏ, ତେବେ ସେ ଗ୍ଭେର। ସେ ନିଶ୍ଚୟ ମେଷ ଗ୍ଭେରି କରିବା ପାଇଁ ଚେଷ୍ଟା କରୁଛି। 2 କିନ୍ତୁ ଯେଉଁ ଲୋକ ମେଷମାନଙ୍କର ଯତ୍ନ ନିଏ, ସେ ଫାଟକ ଭିତର ଦେଇ ଯାଏ। ସେ ହିଁ ମେଷପାଳକ। 3 ଫାଟକ ଜଗୁଆଳୀ ମେଷପାଳକ ପାଇଁ ଫାଟକ ଖୋଲେ। ମେଷମାନେ ମେଷପାଳକର କଥା ଶୁଣନ୍ତି। ମେଷପାଳକ ତା’ର ମେଣ୍ଢାକୁ ନାମଧରି ଡାକେ ଓ ବାହାରେ ଚରାଏ। 4 ସେ ସବୁ ମେଷମାନଙ୍କୁ ବାହାରକୁ ଆଣେ, ସେମାନଙ୍କ ଆଗେ ଆଗେ ଗ୍ଭଲେ ଓ ମେଷମାନେ ତାହାର ଅନୁସରଣ କରନ୍ତି, କାରଣ ମେଷମାନେ ତା’ର ସ୍ୱର ଜାଣନ୍ତି। 5 କିନ୍ତୁ ମେଷମାନେ ଅପରିଚିତ ଲୋକର ଅନୁସରଣ କରନ୍ତି ନାହିଁ। ସେମାନେ ତା’ ପାଖରୁ ଦୌଡ଼ି ପଳାନ୍ତି, କାରଣ ସେମାନେ ଅପରିଚିତ ଲୋକର ସ୍ୱର ଚିହ୍ନନ୍ତି ନାହିଁ।”
6 ଯୀଶୁ ଲୋକମାନଙ୍କୁ ଏହି କାହାଣୀ କହିଲେ। କିନ୍ତୁ ଲୋକମାନେ ତାହାଙ୍କ ଏହି କାହାଣୀର ଅର୍ଥ ବୁଝି ପାରିଲେ ନାହିଁ।
ଯୀଶୁ ଉତ୍ତମ ମେଷପାଳକ
7 ତେଣୁ ଯୀଶୁ ଆଉଥରେ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ମୁଁ ହେଉଛି ମେଷମାନଙ୍କ ଫାଟକ। 8 ମୋ’ ପୂର୍ବରୁ ଯେଉଁ ଲୋକମାନେ ଆସିଥିଲେ, ସେମାନେ ଗ୍ଭେର ଓ ଡକାୟତ। ମେଷମାନେ ସେମାନଙ୍କ କଥା ଶୁଣିଲେ ନାହିଁ। 9 ମୁଁ ଫାଟକ। ଯେଉଁ ବ୍ୟକ୍ତି ମୋ’ (ଫାଟକ) ଦେଇ ପ୍ରବେଶ କରେ, ସେ ରକ୍ଷା ପାଇବ। ସେହି ଲୋକ ଭିତରକୁ ଆସିପାରିବ ଓ ବାହାରକୁ ଯାଇ ପାରିବ। ତା’ର ଯାହା ଦରକାର, ସେ ସବୁ ପାଇବ। 10 ଜଣେ ଗ୍ଭେର ଗ୍ଭେରି, ହତ୍ୟା ଓ ନଷ୍ଟ କରିବା ପାଇଁ ଆସେ। କିନ୍ତୁ ମୁଁ ସେମାନଙ୍କୁ ପୂର୍ଣ୍ଣ ଓ ଉତ୍ତମ ଜୀବନ ଦେବା ପାଇଁ ଆସିଛି।
11 “ମୁଁ ଉତ୍ତମ ମେଷପାଳକ। ଉତ୍ତମ ମେଷପାଳକ ମେଷମାନଙ୍କ ପାଇଁ ତା’ର ଜୀବନ ଦିଏ। 12 ମେଷ ରଖିବା ପାଇଁ ଯେଉଁ ମୂଲିଆକୁ ରଖାଯାଇଛି, ସେ ଲୋକ ମେଷପାଳକଠାରୁ ଭିନ୍ନ। ମେଷଗୁଡ଼ିକ ମୂଲିଆର ନୁହନ୍ତି। ତେଣୁ ସେ ଗଧିଆ ଆସିବା ଦେଖିଲେ ମେଷମାନଙ୍କୁ ଏକୁଟିଆ ଛାଡ଼ି ଦୌଡ଼ି ପଳାଏ। ତା’ପରେ ଗଧିଆ ମେଷମାନଙ୍କ ଉପରକୁ କୁଦାମାରେ ଓ ସେମାନଙ୍କୁ ଛିନ୍ନଭିନ୍ନ କରି ଦିଏ। 13 ସେ ଲୋକଟି ଦୌଡ଼ି ପଳାଏ, କାରଣ ସେ ମୂଲିଆ। ସେ ପ୍ରକୃତରେ ମେଷମାନଙ୍କର ଯତ୍ନ ନିଏ ନାହିଁ।
14 “ମୁଁ ମେଷପାଳକ ଯିଏ କି ମେଷମାନଙ୍କର ଯତ୍ନ ନିଏ। ମୁଁ ମୋର ମେଣ୍ଢାକୁ ଜାଣେ ଯେପରି, ପରମପିତା ମୋତେ ଜାଣନ୍ତି। 15 ମୁଁ ଯେପରି ପରମପିତାଙ୍କୁ ଜାଣେ, ସେହିପରି ମୋର ମେଷମାନେ ମୋତେ ଜାଣନ୍ତି। ମୁଁ ଏ ମେଷମାନଙ୍କ ପାଇଁ ଜୀବନ ଦିଏ। 16 ମୋର ଅନ୍ୟ ମେଷମାନେ ମଧ୍ୟ ଅଛନ୍ତି। ସେମାନେ ଏହି ପଲରେ ନାହାନ୍ତି। ମୁଁ ସେମାନଙ୍କୁ ମଧ୍ୟ ଆଣିବି। ସେମାନେ ମୋର ସ୍ୱର ଶୁଣିବେ। ଭବିଷ୍ୟତରେ ଗୋଟିଏ ପଲ ହେବ ଓ ସେ ପଲର ଜଣେ ମେଷପାଳକ ହେବେ। 17 ପରମପିତା ମୋତେ ପ୍ରେମ କରନ୍ତି କାରଣ ମୁଁ ମୋ’ ଜୀବନ ଦିଏ। ମୁଁ ଜୀବନ ଦିଏ, ଯେହେତୁ ମୁଁ ପୁନର୍ବାର ସେହି ଜୀବନ ଲାଭ କରିପାରେ। 18 ମୋ’ଠାରୁ କେହି ମୋ’ ଜୀବନ ନେଇ ପାରିବ ନାହିଁ। ମୁଁ ସ୍ୱେଚ୍ଛାରେ ମୋ’ ଜୀବନ ଦିଏ। ମୋର ଜୀବନ ଦେବାର ଅଧିକାର ଅଛି। ଏବଂ ମୋର ପୁନର୍ବାର ଜୀବନ ଫେରି ପାଇବାର ମଧ୍ୟ ଅଧିକାର ରହିଛି। ଏହି କଥା ମୋତେ ପରମପିତା କହିଛନ୍ତି।”
19 ଯୀଶୁଙ୍କର ଉକ୍ତ ସମସ୍ତ କଥା ଶୁଣିବା ପରେ ଯିହୂଦୀମାନଙ୍କ ମଧ୍ୟରେ ପୂନର୍ବାର ଭିନ୍ନ ମତ ପ୍ରକାଶ ପାଇଲା। 20 ସେମାନଙ୍କ ମଧ୍ୟରୁ ଅନେକ ଯିହୂଦୀ କହିଲେ, “ଜଣେ ଭୂତ ତା’ ଭିତରକୁ ଆସିଛି ଓ ତାହାଙ୍କୁ ପାଗଳ କରିଦେଇଛି। ଏ ଭଳି ଲୋକର କଥା ଶୁଣି ଲାଭ ନାହିଁ।”
21 କିନ୍ତୁ ଅନ୍ୟ ଯିହୂଦୀମାନେ କହିଲେ, “ନିଜ ଭିତରେ ଭୂତ ରହିଥିବା ଜଣେ ଲୋକ ଏଭଳି କଥା କହେ ନାହିଁ। ଗୋଟିଏ ଭୂତ କ’ଣ କେବେ ଅନ୍ଧ ଲୋକର ଆଖି ଭଲ କରି ଦେଇ ପାରିବ? ନା!”
ଯୀଶୁଙ୍କ ବିରୁଦ୍ଧରେ ଯିହୂଦୀମାନେ
22 ସେତେବେଳେ ଶୀତଋତୁ। ଯିରୁଶାଲମରେ ‘ମନ୍ଦିର ପ୍ରତିଷ୍ଠା’ ପର୍ବ ପଡ଼ିଲା। 23 ଯୀଶୁ ମନ୍ଦିରରେ ଶଲୋମନଙ୍କର ମଣ୍ଡପରେ ବୁଲୁ ଥିଲେ।
2010 by World Bible Translation Center