Print Page Options
Previous Prev Day Next DayNext

Old/New Testament

Each day includes a passage from both the Old Testament and New Testament.
Duration: 365 days
Oriya Bible: Easy-to-Read Version (ERV-OR)
Version
ବଂଶାବଳୀର ଦ୍ୱିତୀୟ ପୁସ୍ତକ 21-22

21 ଏହା ପରେ ଯିହୋଶାଫଟ୍ ମୃତ୍ୟୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ସେ ଦାଉଦଙ୍କ ନଗରରେ କବର ପାଇଲେ। ଯିହୋଶାଫ‌ଟଙ୍କ ସ୍ଥାନରେ ଯିହୋରାମ୍ ନୂତନ ରାଜା ହେଲେ। ଯିହୋରାମ୍ ଯିହୋଶାଫ‌ଟଙ୍କ ପୁତ୍ର ଥିଲେ।’ ଯିହୋରା‌ମଙ୍କ ଭ୍ରାତାମାନେ ଥିଲେ ଅସରିୟ, ଯିହୀୟେଲ୍, ଯିଖରିୟ, ଅସରିୟାହ, ମୀଖାୟେଲ, ଶ‌ଫ୍‌ଟିୟ। ଏହି ବ୍ୟକ୍ତିମାନେ ଯିହୋଶାଫ‌ଟଙ୍କର ପୁତ୍ରଗଣ ଥିଲେ। ଯିହୋଶାଫଟ୍ ଯିହୁଦାର ରାଜା ଥିଲେ। ଯିହୋଶାଫଟ୍ ତାଙ୍କର ପୁତ୍ରମାନଙ୍କୁ ରୂପା, ସୁନା ଓ ଅନେକ ବହୁମୂଲ୍ୟ ପଦାର୍ଥ ଉପହାର ଦେଇଥିଲେ। ସେ ସେମାନଙ୍କୁ ଯିହୁଦାର ଦୃଢ଼ ଦୁର୍ଗମାନ ମଧ୍ୟ ପ୍ରଦାନ କରିଥିଲେ। କିନ୍ତୁ ଯିହୋଶାଫଟ୍, ଯିହୋରା‌ମଙ୍କୁ ରାଜ୍ୟ ଦେଲେ, କାରଣ ସେ ତାଙ୍କର ଜ୍ୟେଷ୍ଠ ପୁତ୍ର ଥିଲେ।

ଯିହୁଦାର ରାଜା ଯିହୋରାମ୍

ଯିହୋରାମ୍ ତାଙ୍କର ପିତାଙ୍କର ରାଜ୍ୟପଦ ଗ୍ରହଣ କଲେ ଓ ଆପଣାକୁ ଦୃଢ଼ କଲେ। ଏହା ପରେ ସେ ନିଜ ଭ୍ରାତାମାନଙ୍କୁ ବଧ କରିବା ନିମନ୍ତେ ଏକ ‌‌ଖ‌ଡ଼୍‌ଗ ବ୍ୟବହାର କଲେ। ସେ ଇସ୍ରାଏଲର କେତେକ ନେତାଙ୍କୁ ମଧ୍ୟ ବଧ କଲେ। ଯିହୋରାମ୍ ରାଜ୍ୟ ଶାସନ କରିବାକୁ ଆରମ୍ଭ କରିବା ସମୟରେ ତାଙ୍କୁ ବତିଶ୍ ବର୍ଷ ବୟସ ହୋଇଥିଲା। ସେ ଯିରୁଶାଲମରେ ଆଠ ବର୍ଷ ରାଜତ୍ୱ କଲେ। ସେ ଇସ୍ରାଏଲର ରାଜାମାନଙ୍କ ପରି ଜୀବନଯାପନ କଲେ। ଆହାବଙ୍କ ପରିବାର ଯେପରି ଜୀବନ କାଟିଥିଲେ, ସେ ସେହିପରି ଜୀବନ କାଟିଲେ। କାରଣ ଯିହୋରାମ୍ ଆହାବଙ୍କର କନ୍ୟାକୁ ବିବାହ କରିଥିଲେ। ଆଉ ଯିହୋରାମ୍ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କଲେ। କିନ୍ତୁ ସଦାପ୍ରଭୁ ଦାଉଦଙ୍କ ସହିତ କରିଥିବା ଚୁକ୍ତି ହେତୁ ଦାଉଦଙ୍କ ଗୃହକୁ ଧ୍ୱଂସ କଲେ ନାହିଁ। ସଦାପ୍ରଭୁ ପ୍ରତିଜ୍ଞା କରିଥିଲେ ଯେ, ସେ ଦାଉଦ ଓ ତାଙ୍କର ସନ୍ତାନମାନଙ୍କ ନିମନ୍ତେ ଚିରକାଳ ଏକ ପ୍ରଦୀପ ଜ୍ୱଳାଇ ରଖିବେ।

ଯିହୋରା‌ମଙ୍କ ସମୟରେ, ଇଦୋମ ଯିହୁଦାର ଅଧୀନତାକୁ ଭଙ୍ଗ କଲା। ଇଦୋମୀୟମାନେ ସେମାନଙ୍କର ନିଜର ରାଜାଙ୍କୁ ମନୋନୀତ କଲେ। ତେଣୁ ଯିହୋରାମ୍ ତାଙ୍କର ସମସ୍ତ ସେନାପତିଗଣ ଓ ରଥଗୁଡ଼ିକୁ ନେଇ ଇଦୋମକୁ ଗଲେ। ଯିହୋରାମ୍ ରାତିରେ ଇଦୋମୀୟମାନଙ୍କୁ ଆକ୍ରମଣ କଲେ। ମାତ୍ର ଇଦୋମୀୟ ସୈନ୍ୟଦଳ ଯିହୋରାମ ଓ ତାଙ୍କ ସୈନ୍ୟଦଳ ତଥା ରଥସବୁକୁ ଚତୁର୍ଦ୍ଦିଗରୁ ଘେରିଗଲେ। 10 ସେହି ସମୟଠାରୁ ଆଜି ପର୍ଯ୍ୟନ୍ତ ଇଦୋମ ଯିହୁଦାର ବିରୋଧୀ ବିଦ୍ରୋହୀ ହୋଇ ରହିଅଛି। ଲି‌ବ୍‌ନା ସହରର ଲୋକମାନେ ମଧ୍ୟ ଯିହୋରା‌ମଙ୍କ ବିରୁଦ୍ଧରେ ଉଠିଲେ। ଯିହୋରାମ୍ ସଦାପ୍ରଭୁ ପରମେଶ୍ୱରଙ୍କୁ ତ୍ୟାଗ କରିଥିବାରୁ ଏହିପରି ଘଟିଲା। ସେ ଯିହୋରା‌ମଙ୍କ ପୂର୍ବପୁରୁଷଗଣଙ୍କର ପରମେଶ୍ୱର ଅଟନ୍ତି। 11 ଯିହୋରାମ୍ ଯିହୁଦାର ପର୍ବତମାନଙ୍କରେ ଉଚ୍ଚସ୍ଥାନମାନ ନିର୍ମାଣ କଲେ। ଯିହୋରାମ୍ ଯିରୁଶାଲମର ଓ ଯିହୁଦାର ଲୋକମାନଙ୍କୁ ଭୁଲ୍ ପଥରେ ଆଗେଇ ନେଲେ।

12 ଯିହୋରାମ୍ ଭବିଷ୍ୟ‌ଦ୍‌ବକ୍ତା ଏଲିୟଙ୍କଠାରୁ ଏକ ବାର୍ତ୍ତା ପାଇଲେ। ସେହି ବାର୍ତ୍ତାରେ ଏହିପରି ଲେଖାଥିଲା:

“ସଦାପ୍ରଭୁ ପରମେଶ୍ୱର ଏହିକଥା କହନ୍ତି। ତୁମ୍ଭ ପିତା ଦାଉଦ ଯାହାଙ୍କର ଅନୁଗମନ କରିଥିଲେ, ଏ ସେହି ପରମେଶ୍ୱର ଅଟନ୍ତି। ସଦାପ୍ରଭୁ କହନ୍ତି, ‘ଯିହୋରାମ୍, ତୁମ୍ଭ ପିତା ଯିହୋଶାଫଟ୍ ଯେଉଁ ପ୍ରକାର ଜୀବନଯାପନ କରିଥିଲେ, ତୁମ୍ଭେ ସେ ପ୍ରକାର କରି ନାହଁ। ଯିହୁଦାର ରାଜା ଆସା ଯେପ୍ରକାର ଜୀବନଯାପନ କରିଥିଲେ, ତୁମ୍ଭେ ସେପରି ଜୀବନଯାପନ କରି ନାହଁ। 13 କିନ୍ତୁ ତୁମ୍ଭେ ଇସ୍ରାଏଲର ରାଜାମାନଙ୍କ ପରି ଜୀବନଯାପନ କରିଅଛ। ତୁମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ପରମେଶ୍ୱରଙ୍କ ଇଚ୍ଛାନୁଯାୟୀ କର୍ମ କରିବାରୁ ନିବୃତ୍ତ କରିଅଛ। ଆହାବ ଓ ତାଙ୍କର ପରିବାର ଏହିପରି କରିଥିଲେ। ସେମାନେ ପରମେଶ୍ୱରଙ୍କ ପ୍ରତି ଅବିଶ୍ୱସ୍ତ ହୋଇଥିଲେ। ତୁମ୍ଭେ ତୁମ୍ଭର ଭ୍ରାତାମାନଙ୍କୁ ହତ୍ୟା କରିଅଛ ଏବଂ ତୁମ୍ଭର ପିତାଙ୍କର ସମସ୍ତ ସମ୍ପତ୍ତିକୁ ନଷ୍ଟ କରିଛ। ତୁମ୍ଭର ଭ୍ରାତାମାନେ ତୁମ୍ଭଠାରୁ ଉତ୍ତମ ଥିଲେ। 14 ତେଣୁ ବର୍ତ୍ତମାନ ସଦାପ୍ରଭୁ ଅତିଶୀଘ୍ର ତୁମ୍ଭର ଲୋକମାନଙ୍କୁ ବହୁତ ଦଣ୍ଡ ଦେବେ। ସଦାପ୍ରଭୁ ତୁମ୍ଭର ସ୍ତ୍ରୀ, ସନ୍ତାନ ଓ ସମସ୍ତ ସମ୍ପତ୍ତିକୁ ଦଣ୍ଡିତ କରିବେ। 15 ତୁମ୍ଭର ଅନ୍ତରେ ଏକ ଭୟଙ୍କର ରୋଗ ହେବ। ତାହା ଦିନକୁ ଦିନ ପ୍ରବଳତର ହେବ। ଶେଷରେ ସେହି ଭୟଙ୍କର ରୋଗ ହେତୁ ତୁମ୍ଭର ଅନ୍ତବୁଜୁଳା ବାହାରି ପଡ଼ିବ।’”

16 କୂଶୀୟମାନଙ୍କ ନିକଟରେ ବାସ କରୁଥିବା ପଲେଷ୍ଟୀୟ ଓ ଆରବୀୟମାନଙ୍କୁ ଯିହୋରା‌ମଙ୍କ ଉପରେ ସଦାପ୍ରଭୁ କ୍ରୋଧିତ କରାଇଲେ। 17 ସେହି ଲୋକମାନେ ଯିହୁଦା ଦେଶ ଆକ୍ରମଣ କଲେ। ସେମାନେ ରାଜାଙ୍କ ଗୃହରେ ଥିବା ସମସ୍ତ ଧନରତ୍ନ ଲୁଟି ନେଲେ ଓ ଯିହୋରା‌ମଙ୍କ ପୁତ୍ର ଓ ସ୍ତ୍ରୀଗଣଙ୍କୁ ନେଇଗଲେ। କେବଳ ଯିହୋରା‌ମଙ୍କ କନିଷ୍ଠ ପୁତ୍ର ରକ୍ଷା ପାଇଯାଇଥିଲା। ଯିହୋରା‌ମଙ୍କ କନିଷ୍ଠ ପୁତ୍ରର ନାମ ଥିଲା ଯିହୋୟାହସ୍।

18 ଏହି ସମସ୍ତ ଘଟଣା ଘଟିବା ପରେ, ସଦାପ୍ରଭୁ ଯିହୋରା‌ମଙ୍କୁ ଏକ ଭୟଙ୍କର ଆନ୍ତ୍ରିକ ରୋଗରେ ପୀଡ଼ିତ କଲେ, ଯାହାକି ସୁସ୍ଥ ହୋଇ ପାରିଲା ନାହିଁ। 19 ଆଉ, ଦୁଇ ବର୍ଷ ପରେ ଅତିରିକ୍ତ ଅସୁସ୍ଥତା ହେତୁରୁ ଯିହୋରା‌ମଙ୍କର ଅନ୍ତବୁଜୁଳା ବାହାରି ପଡ଼ିଲା। ଅତ୍ୟନ୍ତ ଯନ୍ତ୍ରଣା ଭୋଗି ସେ ମୃତ୍ୟୁବରଣ କଲେ। ତାଙ୍କ ପିତାଙ୍କ ନିମନ୍ତେ ଯେପରି କରିଥିଲେ, ଲୋକମାନେ ସେପରି ଯିହୋରା‌ମଙ୍କ ସମ୍ମାନାର୍ଥେ ବିରାଟ ଅଗ୍ନିଦାହ କଲେ ନାହିଁ। 20 ଯିହୋରାମ୍ ରାଜା ହେବା ସମୟରେ ବତିଶ୍ ବର୍ଷ ବୟସ୍କ ଥିଲେ। ସେ ଯିରୁଶାଲମରେ ଆଠ ବର୍ଷ ରାଜତ୍ୱ କଲେ। ଯିହୋରା‌ମଙ୍କ ମୃତ୍ୟୁରେ କୌଣସି ବ୍ୟକ୍ତି ଦୁଃଖ କଲେ ନାହିଁ। ଲୋକମାନେ ଯିହୋରା‌ମଙ୍କୁ ଦାଉଦଙ୍କ ନଗରରେ କବର ଦେଲେ ସତ, କିନ୍ତୁ ଯେଉଁଠାରେ ରାଜାମାନଙ୍କୁ କବର ଦିଆଯାଏ, ସେଠାରେ କବର ଦେଲେ ନାହିଁ।

ଯିହୁଦାର ରାଜା ଅହସିୟ

22 ଯିରୁଶାଲମର ଲୋକମାନେ ଅହସିୟଙ୍କୁ ଯିହୋରା‌ମଙ୍କ ସ୍ଥାନରେ ନୂତନ ରାଜା ରୂପେ ମନୋନୀତ କଲେ। ଅହସିୟ ଯିହୋରା‌ମଙ୍କର କନିଷ୍ଠ ପୁତ୍ର ଥିଲେ। ଯେଉଁ ଆରବୀୟ ଲୋକମାନେ ଯିହୋରା‌ମଙ୍କର ଛାଉଣି ଉପରେ ଆକ୍ରମଣ କରିବାକୁ ଆସିଥିଲେ, ସେମାନେ ଯିହୋରା‌ମଙ୍କର ସମସ୍ତ ଜ୍ୟେଷ୍ଠପୁତ୍ରଙ୍କୁ ବଧ କରିଥିଲେ। ଅତଏବ, ଅହସିୟ ଯିହୁଦାରେ ରାଜ୍ୟ ଶାସନ କରିବାକୁ ଆରମ୍ଭ କଲେ। ଅହସିୟ [a] ରାଜ୍ୟ ଶାସନ କରିବାକୁ ଆରମ୍ଭ କରିବା ସମୟରେ ବାଇଶି ବର୍ଷ ବୟସ୍କ ହୋଇଥିଲେ। ଅହସିୟ ଯିରୁଶାଲମରେ ଗୋଟିଏ ବର୍ଷ ରାଜତ୍ୱ କଲେ। ତାଙ୍କ ମାତାଙ୍କର ନାମ ଥିଲା ଅଥଲିୟା। ଅଥଲିୟାଙ୍କ ପିତାଙ୍କର ନାମ ଥିଲା ଅମ୍ରି। ଅହସିୟ ମଧ୍ୟ ଆହାବଙ୍କ ପରିବାର ଭଳି ଜୀବନଯାପନ କଲେ। ସେ ସେପ୍ରକାର ଜୀବନ କାଟିଲେ, କାରଣ ତାଙ୍କର ମାତା ତାଙ୍କୁ ମନ୍ଦକାର୍ଯ୍ୟମାନ କରିବା ନିମନ୍ତେ ପ୍ରବର୍ତ୍ତାଉଥିଲେ। ଅହସିୟ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦକର୍ମ କଲେ। ଆହାବଙ୍କ ପରିବାର ମଧ୍ୟ ସେହିପରି କରିଥିଲେ। ଅହସିୟଙ୍କ ପିତାଙ୍କର ମୃତ୍ୟୁପରେ ଆହାବଙ୍କ ପରିବାର ଅହସିୟଙ୍କୁ ପରାମର୍ଶ ଦେବାକୁ ଲାଗିଲେ। ସେମାନେ ଅହସିୟଙ୍କୁ କୁପରାମର୍ଶ ଦେଲେ। ସେହି କୁପରାମର୍ଶ ତାଙ୍କୁ ମରଣ ଆଡ଼କୁ କଢ଼ାଇ ନେଲା। ଆହାବଙ୍କ ପରିବାର ତାଙ୍କୁ ଯେଉଁ ପରାମର୍ଶ ଦେଲେ, ଅହସିୟ ତାହା ପାଳନ କଲେ। ଅହସିୟ ଇସ୍ରାଏଲ ରାଜା ଯିହୋରା‌ମଙ୍କ ସହିତ ମିଳି ଅରା‌ମ୍‌ର ରାଜା ହସାୟେଲ ସହିତ ରାମୋତ୍-ଗିଲିୟ‌ଦ୍‌ରେ ଯୁଦ୍ଧ କରିବାକୁ ଗଲେ। ଆହାବ ଯିହୋରା‌ମଙ୍କର ପିତା ଥିଲା। କିନ୍ତୁ ଅରାମୀୟମାନେ ଯିହୋରାମକୁ ଯୁଦ୍ଧରେ କ୍ଷତାକ୍ତ କରି ପକାଇଲେ। ଯିହୋରାମ୍ ସୁସ୍ଥ ହେବା ନିମନ୍ତେ ଯିଷ୍ରିୟେଲ୍ ସହରକୁ ଫେରିଗଲେ। ସେ ଅରାମର ରାଜା ହସାୟେଲ ବିରୁଦ୍ଧରେ ରାମୋ‌ତ୍‌ରେ ଯୁଦ୍ଧ କରୁଥିବା ସମୟରେ ଆହତ ହୋଇଥିଲେ। ଏହା ପରେ ଅହସିୟ, ଯିହୁଦା ରାଜା ଯୋରାମଙ୍କର ପୁତ୍ର, ଆହାବଙ୍କର ପୁତ୍ର ଯିହୋରାମଙ୍କୁ ସାକ୍ଷାତ କରିବା ନିମନ୍ତେ ଯିଷ୍ରିୟେଲ ସହରକୁ ଗଲେ। ଯିହୋରାମ୍ ଯିଷ୍ରିୟେଲ ସହରରେ ଥିଲେ, କାରଣ ସେ ଆହତ ହୋଇଥିଲେ।

ଅହସିୟ ଯୋରା‌ମଙ୍କୁ ସାକ୍ଷାତ କରିବାକୁ ଯାଇଥିଲେ। ସେହି ସମୟରେ ହିଁ ପରମେଶ୍ୱର ତାଙ୍କ ପ୍ରତି ମୃତ୍ୟୁ ଘଟାଇଲେ। ଅହସିୟ ଯାଇ ପହଞ୍ଚିଲେ ଓ ଯୋରା‌ମଙ୍କ ସହିତ ଯେହୂଙ୍କୁ ଭେଟିବା ନିମନ୍ତେ ଗଲେ। ଯେହୂଙ୍କ ପିତାଙ୍କର ନାମ ଥିଲା ନିମଶିର। ଆହାବଙ୍କ ପରିବାରକୁ ବିନାଶ କରିବା ନିମନ୍ତେ ସଦାପ୍ରଭୁ ଯେହୂଙ୍କୁ ମନୋନୀତ କରିଥିଲେ। ଯେହୂ ଆହାବଙ୍କ ପରିବାରକୁ ଦଣ୍ଡ ଦେଉଥିଲେ। ଯେହୂ ଅହସିୟଙ୍କ ସେବାକାରୀ ଯିହୁଦାର ନେତାଗଣ ଓ ଅହସିୟଙ୍କ ଆତ୍ମୀୟମାନଙ୍କୁ ପାଇଲେ। ଯେହୂ ଯିହୁଦାର ସେହି ନେତାଗଣ ଓ ଅହସିୟଙ୍କ ଆତ୍ମୀୟମାନଙ୍କୁ ହତ୍ୟା କଲେ। ତା’ପରେ ଯେହୂ ଅହସିୟଙ୍କର ଅନ୍ୱେଷଣ କଲେ। ସେ ଶମରିୟା ସହରରେ ଲୁଚିବାକୁ ଚେଷ୍ଟା କରୁଥିବା ସମୟରେ ଯେହୂଙ୍କର ଲୋକମାନେ ତାଙ୍କୁ କାବୁ କଲେ। ସେମାନେ ଅହସିୟଙ୍କୁ ଯେହୂଙ୍କ ନିକଟକୁ ଆଣିଲେ। ସେମାନେ ଅହସିୟଙ୍କୁ ହତ୍ୟା କଲେ ଓ ତାଙ୍କୁ କବର ଦେଲେ। ସେମାନେ କହିଲେ, “ଅହସିୟ ଯିହୋଶାଫ‌ଟଙ୍କ ବଂଶଧର ଥିଲେ। ଯିହୋଶାଫଟ୍ ଆପଣାର ସମସ୍ତ ହୃଦୟ ସହିତ ସଦାପ୍ରଭୁଙ୍କର ଅନୁସରଣ କରୁଥିଲେ।” ଯିହୁଦା ରାଜ୍ୟକୁ ଏକତ୍ର ରଖିବା ନିମନ୍ତେ ଅହସିୟଙ୍କ ବଂଶର ଆଉ କୌଣସି କ୍ଷମତା ରହିଲା ନାହିଁ।

ରାଣୀ ଅଥଲିୟା

10 ଅଥଲିୟା ଅହସିୟଙ୍କ ମାତା ଥିଲେ। ଯେତେବେଳେ ସେ ଦେଖିଲେ ଯେ, ତାଙ୍କର ପୁତ୍ରର ମୃତ୍ୟୁ ହୋଇଅଛି, ସେ ଯିହୁଦାରେ ରାଜାଙ୍କର ସବୁ ସନ୍ତାନମାନଙ୍କୁ ହତ୍ୟା କଲେ। 11 କିନ୍ତୁ ଯିହୋଶାବତ୍, ଯୋୟାଶ୍ ଓ ତାଙ୍କ ଧାତ୍ରୀକୁ ଅନ୍ତଃପୁରସ୍ଥ ଶୟନକକ୍ଷ ମଧ୍ୟରେ ଲୁଗ୍ଭଇ ଦେଲେ। ଯିହୋଶାବତ୍ ରାଜା ଯିହୋରା‌ମଙ୍କର କନ୍ୟା ଥିଲେ। ସେ ଯିହୋୟାଦାଙ୍କର ପତ୍ନୀ ମଧ୍ୟ ଥିଲେ। ଯିହୋୟାଦା ଜଣେ ଯାଜକ ଥିଲେ। ଆଉ ଯିହୋଶାବତ୍ ଅହସିୟଙ୍କ ଭଗ୍ନୀ ଥିଲେ। ଅଥଲିୟା ଯିହୋଶାବତଙ୍କୁ ବଧ କରି ପାରିଲେ ନାହିଁ, କାରଣ ଯିହୋଶାବତ୍ ତାଙ୍କୁ ଲୁଗ୍ଭଇ ଦେଇଥିଲେ। 12 ଯୋୟାଶ୍ ଛଅ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ମନ୍ଦିରରେ ଯାଜକମାନଙ୍କ ସହିତ ଲୁକାୟିତ ଭାବରେ ରହିଲେ। ସେହି ସମୟରେ ଅଥଲିୟା ଦେଶରେ ରାଣୀ ଭାବରେ ରାଜତ୍ୱ କଲେ।

ଯୋହନ ଲିଖିତ ସୁସମାଗ୍ଭର 14

ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ ସାନ୍ତ୍ୱନା ଦେଲ

14 ଯୀଶୁ କହିଲେ, “ତୁମ୍ଭେମାନଙ୍କର ହୃଦୟ ଦୁଃଖିତ ନ ହେଉ। ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଥାଅ। ମୋ’ଠାରେ ମଧ୍ୟ ବିଶ୍ୱାସ ରଖ, ମୋର ପରମପିତାଙ୍କ ଘରେ ଅନେକଗୁଡ଼ିଏ ବଖରା ଅଛି। ତାହା ନ ହୋଇଥିଲେ ମୁଁ ତୁମ୍ଭକୁ ଏହା କହି ନ ଥା’ନ୍ତି। ମୁଁ ତୁମ୍ଭ ପାଇଁ ଗୋଟିଏ ସ୍ଥାନ ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ ସେଠାକୁ ଯାଉଛି। ମୁଁ ଯାଇ ତୁମ୍ଭ ପାଇଁ ସ୍ଥାନ ପ୍ରସ୍ତୁତ କଲା ପରେ ଫେରି ଆସିବି। ତା’ପରେ ତୁମ୍ଭକୁ ମୋ’ ସହିତ ନେଇଯିବି। ମୁଁ ଯେଉଁଠାରେ ରହିବି ତୁମେମାନେ ମଧ୍ୟ ସେଠାରେ ମୋ’ ସହିତ ରହିପାରିବ। ମୁଁ ଯେଉଁଠାକୁ ଯାଉଛି, ତୁମ୍ଭେମାନେ ସେଠାକୁ ଯିବାର ପଥ ଜାଣ।”

ଥୋମା କହିଲେ, “ପ୍ରଭୁ, ଆପଣ କେଉଁଆଡ଼େ ଯାଉଛନ୍ତି, ଆମ୍ଭେ ଜାଣି ନାହୁଁ। ତେଣୁ ସେଠାକୁ ଯିବାର ପଥ ଆମ୍ଭେ ଜାଣିବୁ କିପରି?”

ଯୀଶୁ ଉତ୍ତର ଦେଲେ, “ମୁଁ ପଥ, ମୁଁ ସତ୍ୟ ଓ ଜୀବନ। ପରମପିତାଙ୍କ ପାଖକୁ ଯିବା ପାଇଁ ମୁଁ ହେଉଛି ଏକମାତ୍ର ପଥ। ତୁମ୍ଭେ ଯଦି ମୋତେ ପ୍ରକୃତରେ ଜାଣିଥା’ନ୍ତ, ତେବେ ପରମପିତାଙ୍କୁ ମଧ୍ୟ ଜାଣିଥାଆନ୍ତ। ବର୍ତ୍ତମାନ ତୁମ୍ଭେ ତାହାଙ୍କୁ ଜାଣିଛ ଓ ତାହାଙ୍କୁ ଦେଖିଛ।”

ଫିଲି‌ପ୍‌ପ ଯୀଶୁଙ୍କୁ କହିଲେ, “ପ୍ରଭୁ, ଆମ୍ଭକୁ ପରମପିତାଙ୍କୁ ଦେଖାନ୍ତୁ। ଆମ୍ଭର ସେତିକି ଦରକାର।”

ଯୀଶୁ ଉତ୍ତର ଦେଲେ, “ଫିଲି‌ପ୍‌ପ, ମୁଁ ତୁମ୍ଭ ସହିତ ଦୀର୍ଘ ସମୟଧରି ରହିଛି। ସେଥିପାଇଁ ତୁମ୍ଭେ ମୋତେ ଜାଣିବା ଉଚିତ୍। ମୋତେ ଯିଏ ଦେଖିଛି, ସେ ପରମପିତାଙ୍କୁ ମଧ୍ୟ ଦେଖିଛି। ତେଣୁ ତୁମ୍ଭେ ମୋତେ କାହିଁକି କହୁଛ, ‘ଆମ୍ଭକୁ ପରମପିତାଙ୍କୁ ଦେଖାଅ?’ 10 ତୁମ୍ଭେ କ’ଣ ପ୍ରକୃତରେ ବିଶ୍ୱାସ କର ଯେ, ମୁଁ ପରମପିତାଙ୍କଠାରେ ଓ ପରମପିତା ମୋ’ଠାରେ ଅଛନ୍ତି? ମୁଁ ତୁମ୍ଭକୁ ଯାହା ଯାହା କହିଛି ତାହା ମୋ’ଠାରୁ ଆସି ନାହିଁ। ପରମପିତେ ମୋ’ ଭିତରେ ଅଛନ୍ତି ଓ ସେ ତାହାଙ୍କ କାର୍ଯ୍ୟ କରୁଛନ୍ତି। 11 ମୁଁ ପରମପିତାଙ୍କଠାରେ ଓ ପରମପିତା ମୋ’ଠାରେ ଅଛନ୍ତି। ତୁମ୍ଭେ ମୋର ଏହି କଥା ବିଶ୍ୱାସ କର। କିମ୍ବା ମୁଁ ଯେଉଁସବୁ ଆଶ୍ଚର୍ଯ୍ୟ କାର୍ଯ୍ୟ କରିଛି ସେଥିପାଇଁ ବିଶ୍ୱାସ କର।

12 “ମୁଁ ତୁମ୍ଭକୁ ସତ୍ୟ କହୁଛି। ମୋ’ଠାରେ ବିଶ୍ୱାସ କରୁଥିବା ବ୍ୟକ୍ତି, ମୁଁ ଯାହା କରିଛି, ତାହା କରିବ। ହଁ, ସେ ମୁଁ କରିଥିବା କାମଠାରୁ ମଧ୍ୟ ଅଧିକ ବଡ଼ କାମ କରିବ, କାରଣ ମୁଁ ପରମପିତାଙ୍କ ନିକଟକୁ ଯାଉଛି। 13 ତୁମ୍ଭେ ମୋ’ ନାମରେ ଯାହା ମାଗିବ, ମୁଁ ତାହା ତୁମ୍ଭ ପାଇଁ କରିବି। ଏହା ଦ୍ୱାରା ପୁତ୍ରଙ୍କ ମାଧ୍ୟମରେ ପରମପିତାଙ୍କ ଗୌରବ ପ୍ରକାଶିତ ହେବ। 14 ମୋ’ ନାମରେ ତୁମ୍ଭେ ଯାହା ମାଗିବ, ମୁଁ ତାହା କରିବି।

ପବିତ୍ରଆତ୍ମାଙ୍କର ପ୍ରତିଜ୍ଞା

15 “ମୋତେ ଯଦି ତୁମ୍ଭେ ପ୍ରେମ କର, ତେବେ ମୋର ଆଜ୍ଞା ଅନୁସାରେ ତୁମ୍ଭେ କାମ କରିବ। 16 ମୁଁ ପରମପିତାଙ୍କୁ କହିବି ଓ ସେ ତୁମ୍ଭକୁ ଆଉ ଜଣେ ସାହାଯ୍ୟକାରୀଙ୍କୁ ଦେବେ। ସେ ସେହି ସାହାଯ୍ୟକାରୀଙ୍କୁ ତୁମ୍ଭ ପାଖରେ ସର୍ବଦା ରହିବା ପାଇଁ ଦେବେ। 17 ସେହି ସାହାଯ୍ୟକାରୀ ଜଣକ ସତ୍ୟମୟ ଆତ୍ମା। ଏ ଜଗତ ତାହାଙ୍କୁ ଗ୍ରହଣ କରି ପାରିବ ନାହିଁ। ଯେହେତୁ ଜଗତ ତାହାଙ୍କୁ ଦେଖୁ ନାହିଁ ବା ଜାଣି ନାହିଁ। କିନ୍ତୁ ତୁମ୍ଭେ ତାହାଙ୍କୁ ଜାଣିଛ। ସେ ତୁମ୍ଭ ସହିତ ରହନ୍ତି ଓ ତୁମ୍ଭ ହୃଦୟରେ ବାସ କରିବେ।

18 “ମୁଁ ତୁମ୍ଭକୁ ଅନାଥ ପିଲାମାନଙ୍କ ପରି ଛାଡ଼ିଯିବି ନାହିଁ। ମୁଁ ତୁମ୍ଭ ପାଖକୁ ଫେରି ଆସିବି। 19 ଜଗତର ବାସିନ୍ଦାମାନେ ଖୁବ୍ ଅଳ୍ପ ସମୟ ପରେ ମୋତେ ଆଉ ଦେଖି ପାରିବେ ନାହିଁ। କିନ୍ତୁ ତୁମ୍ଭେ ମୋତେ ଦେଖି ପାରିବ। ତୁମ୍ଭେମାନେ ଜୀବିତ ରହିବ, କାରଣ ମୁଁ ଜୀବିତ। 20 ତୁମ୍ଭେ ସେଦିନ ଜାଣିବ ଯେ, ମୁଁ ପରମପିତାଙ୍କଠାରେ ରହିଛି। ତୁମ୍ଭେ ଜାଣିବ ଯେ, ତୁମ୍ଭେ ମୋ’ଠାରେ ଓ ମୁଁ ତୁମ୍ଭଠାରେ ଅଛି। 21 ଯେଉଁ ଲୋକ ମୋର ଆଜ୍ଞା ଜାଣେ ଓ ପାଳନ କରେ, ସେ ଲୋକ ପ୍ରକୃତରେ ମୋତେ ପ୍ରେମ କରେ। ମୋତେ ପ୍ରେମ କରୁଥିବା ଲୋକକୁ ମୋ’ ପରମପିତା ମଧ୍ୟ ପ୍ରେମ କରିବେ। ମୁଁ ମଧ୍ୟ ତାକୁ ପ୍ରେମ କରିବି ଓ ନିଜକୁ ତା’ ନିକଟରେ ପ୍ରକାଶ କରିବି।”

22 ତା’ପରେ ଯିହୂଦା (ଇଷ୍କାରିୟୋତ ନୁହନ୍ତି) ତାହାଙ୍କୁ ପଗ୍ଭରିଲେ, “କିନ୍ତୁ ପ୍ରଭୁ ଆପଣ କାହିଁକି ଆମଠାରେ ନିଜକୁ ଦେଖାଇବା ପାଇଁ ଯୋଜନା କରୁଛନ୍ତି, ସାରା ଜଗତକୁ କାହିଁକି ଦେଖାଉ ନାହାନ୍ତି।”

23 ଯୀଶୁ ଉତ୍ତର ଦେଲେ, “ଯଦି କେହି ମୋତେ ପ୍ରେମ କରେ ତେବେ ସେ ମୋହର ଉପଦେଶ ପାଳନ କରିବ। ମୋର ପରମପିତା ତାକୁ ପ୍ରେମ କରିବେ। ମୋର ପରମପିତା ଓ ମୁଁ ସେହି ଲୋକ ପାଖକୁ ଆସିବୁ ଓ ତା’ ସହିତ ରହିବୁ। 24 କିନ୍ତୁ ଯେଉଁ ଲୋକ ମୋତେ ପ୍ରେମ କରେ ନାହିଁ, ସେ ମୋର ଉପଦେଶ ମାନେ ନାହିଁ। ମୋ’ଠାରୁ ଯେଉଁ ଉପଦେଶ ତୁମ୍ଭେ ଶୁଣୁଛ, ତାହା ପ୍ରକୃତରେ ମୋର ନୁହେଁ। ଏହା ମୋତେ ପଠାଇ ଥିବା ପରମପିତାଙ୍କର।

25 “ମୁଁ ତୁମ୍ଭ ସହିତ ଥିବା ସମୟରେ ଏହିସବୁ କଥା ତୁମ୍ଭମାନଙ୍କୁ କହିଛି। 26 କିନ୍ତୁ ତୁମ୍ଭକୁ ସାହାଯ୍ୟକାରୀ ସବୁ ଶିକ୍ଷା ଦେବେ। ମୁଁ ତୁମକୁ କହିଥିବା ସମସ୍ତ କଥା ମନେ ରଖିବା ପାଇଁ ସେ ସାହାଯ୍ୟ ମଧ୍ୟ କରିବେ। ଏହି ସାହାଯ୍ୟକାରୀ ହେଉଛନ୍ତି ପବିତ୍ରଆତ୍ମା, ଯାହାଙ୍କୁ ପରମପିତା ମୋ’ ନାମରେ ପଠାଇବେ।

27 “ମୁଁ ତୁମ୍ଭକୁ ଶାନ୍ତି ଦେଇ ଯାଉଛି। ଏହି ଶାନ୍ତି ମୋ’ ନିଜର, ଯାହା ମୁଁ ତୁମ୍ଭକୁ ଦେଉଛି। ଜଗତ ଯେପରି ଶାନ୍ତି ଦିଏ, ତା’ଠାରୁ ଭିନ୍ନ ଶାନ୍ତି ମୁଁ ତୁମ୍ଭକୁ ଦେଉଛି। ତେଣୁ ମନରେ ଦୁଃଖ କର ନାହିଁ। ଭୟ ମଧ୍ୟ କର ନାହିଁ। 28 ତୁମ୍ଭେ ମୋର କଥା ଶୁଣିଛ ଯେ ‘ମୁଁ ଯାଉଛି, କିନ୍ତୁ ମୁଁ ପୁଣି ତୁମ୍ଭ ପାଖକୁ ଫେରିବି।’ ଯଦି ତୁମ୍ଭେ ମୋତେ ପ୍ରକୃତରେ ପ୍ରେମ କରୁଥାଅ, ତେବେ ମୋ’ ପାଇଁ ତୁମ୍ଭେ ଖୁସୀ ହେବ, କାରଣ ବର୍ତ୍ତମାନ ମୁଁ ପରମପିତାଙ୍କ ନିକଟକୁ ଯାଉଛି। ପରମପିତା ମୋ’ଠାରୁ ମହାନ୍। 29 ଏ ସମସ୍ତ ଘଟଣା ଘଟିବା ପୂର୍ବରୁ ମୁଁ ତୁମ୍ଭକୁ ସବୁ ବିଷୟଗୁଡ଼ିକ ବର୍ତ୍ତମାନ ଜଣାଇଦେଲି, ଯେପରି ଏସବୁ ଘଟିଲା ବେଳେ ତୁମ୍ଭେ ବିଶ୍ୱାସ କରିବ।

30 “ମୁଁ ତୁମ୍ଭ ସହିତ ବେଶୀ ସମୟ କଥାବାର୍ତ୍ତା ହେବି ନାହିଁ। ଏ ଜଗତର ଶାସକ ଆସୁଛି। ମୋ’ ଉପରେ ତା’ର କୌଣସି କ୍ଷମତା ନାହିଁ। 31 କିନ୍ତୁ ଏହି ଜଗତ ଜାଣିବା ଉଚିତ୍ ଯେ, ମୁଁ ପରମପିତାଙ୍କୁ ପ୍ରେମ କରେ। ତେଣୁ ପରମପିତା ମୋତେ ଯେପରି କହିଛନ୍ତି, ମୁଁ ଠିକ୍ ସେହିପରି କରିବି। ଗ୍ଭଲ ଯିବା।

“ଆମ୍ଭେ ଏ ସ୍ଥାନ ତ୍ୟାଗ କରିବା।”

Oriya Bible: Easy-to-Read Version (ERV-OR)

2010 by World Bible Translation Center