Old/New Testament
ନିହିମିୟାଙ୍କର ପ୍ରାର୍ଥନା
1 ଏଗୁଡ଼ିକ ନିହିମିୟାଙ୍କର ବାକ୍ୟ ଅଟେ। ନିହିମିୟା ହଖଲିୟର ପୁତ୍ର ଥିଲେ। ବିଂଶତିତମ ବର୍ଷର କିଶ୍ଲେବ୍ ମାସରେ ମୁଁ ଶୂଶନର ରାଜଧାନୀରେ ଥିଲି। 2 ମୁଁ ଯେତେବେଳେ ଶୂଶନରେ ଥିଲି, ମୋର ଭାଇମାନଙ୍କ ମଧ୍ୟରୁ ଜଣେ ତାଙ୍କର ନାମ ଥିଲା, ହନାନି ଓ ଯିହୁଦାରୁ କେତେ ଜଣ ଲୋକ ଆସିଥିଲେ। ତହୁଁ ମୁଁ ସେମାନଙ୍କୁ ବନ୍ଦୀତ୍ୱରୁ ଫେରି ଆସିଥିବା ଅବଶିଷ୍ଟ ଯିହୁଦୀୟମାନଙ୍କ ବିଷୟରେ ଓ ଯିରୁଶାଲମ ବିଷୟରେ ପଗ୍ଭରିଲି।
3 ସେତେବେଳେ ସେମାନେ ମୋତେ କହିଲେ, “ଯେଉଁମାନେ ବନ୍ଦୀତ୍ୱରୁ ଫେରି ଆସିଥିଲେ ସେହି ପ୍ରଦେଶସ୍ଥ ଅବଶିଷ୍ଟ ଲୋକେ ମହା ଦୁଃଖ ଓ ଅପମାନରେ ଅଛନ୍ତି, କାରଣ ଯିରୁଶାଲମର ପ୍ରାଚୀର ଭାଙ୍ଗି ଅଛି ଏବଂ ଏହାର ଫାଟକକୁ ପୋଡ଼ି ଦିଆଯାଇଅଛି।”
4 ଯେତେବେଳେ ମୁଁ ସେମାନଙ୍କଠାରୁ ଏହି ସମ୍ବାଦ ଶୁଣିଲି, ମୁଁ ଦୁଃଖିତ ହେଲି। ମୁଁ ବସି କ୍ରନ୍ଦନ କଲି। ମୁଁ ଉପବାସରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କୁ ବହୁ ଦିନ ଧରି ପ୍ରାର୍ଥନା କଲି। 5 ତା’ପରେ ମୁଁ ଏହିପରି ପ୍ରାର୍ଥନା କଲି:
“ହେ ସଦାପ୍ରଭୁ, ସ୍ୱର୍ଗର ପରମେଶ୍ୱର, ତୁମ୍ଭେ ମହାନ ଓ ଶକ୍ତିଶାଳୀ ପରମେଶ୍ୱର ଅଟ। ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ଓ ତୁମ୍ଭର ଆଜ୍ଞା ସବୁ ପାଳନ କରନ୍ତି, ତୁମ୍ଭେ ତୁମ୍ଭର ଚୁକ୍ତି ରକ୍ଷା କର ଓ ସେମାନଙ୍କ ପ୍ରତି ଅନୁରକ୍ତ ରୁହ।
6 “ତୁମ୍ଭର କର୍ଣ୍ଣ ଶୁଣୁ ଏବଂ ତୁମ୍ଭର ଆଖି ଖୋଲ ଏବଂ ମୋର ପ୍ରାର୍ଥନା ପ୍ରତି ଧ୍ୟାନ ଦିଅ, ଯାହା ମୁଁ ଦିନ ଓ ରାତ୍ରି ତୁମ୍ଭକୁ ପ୍ରାର୍ଥନା କରୁଅଛି। ମୁଁ ତୁମ୍ଭ ଦାସ ଇସ୍ରାଏଲୀୟମାନଙ୍କ ପାଇଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି। ତୁମ୍ଭ ବିରୁଦ୍ଧରେ କରିଥିବା ପାପ ଆମ୍ଭେ ସ୍ୱୀକାର କରିଅଛୁ। ଉଭୟ ମୁଁ ଓ ମୋର ପରିବାର ପାପ କରିଅଛୁ। 7 ଆମ୍ଭେ ଇସ୍ରାଏଲୀୟମାନେ ତୁମ୍ଭ ବିରୁଦ୍ଧରେ ଅତିଶୟ ଭାବରେ ପାପ କରିଅଛୁ। ଆମ୍ଭେମାନେ ତୁମ୍ଭର ଆଜ୍ଞା, ବ୍ୟବସ୍ଥାଗୁଡ଼ିକ ଓ ବିଗ୍ଭର ପାଳନ କରୁ ନାହୁଁ, ଯାହା ତୁମ୍ଭର ଦାସ ମୋଶାଙ୍କ ମାଧ୍ୟମରେ ଆମ୍ଭକୁ ଦେଇଥିଲ।
8 “ତୁମ୍ଭେ ଯାହାସବୁ କହିଅଛ ତାହା ମନେ ପକାଇବା ପାଇଁ ମୁଁ ତୁମ୍ଭକୁ ପଗ୍ଭରୁଅଛି, ତୁମ୍ଭେ ଆଦେଶ କରିଅଛ ଏବଂ ତୁମ୍ଭର ଦାସ ମୋଶାଙ୍କୁ କହିଥିଲ, ‘ଯଦି ତୁମ୍ଭେମାନେ ପାପ କର, ଆମ୍ଭେ ତୁମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା। 9 କିନ୍ତୁ ଯଦି ତୁମ୍ଭେମାନେ ଆମ୍ଭ ପାଖକୁ ଫେରି ଆସିବ ଓ ଆମ୍ଭ ଆଜ୍ଞା ପାଳନ କରି ଓ ଅଭ୍ୟାସ କରି ବାସ କରିବ, ତେବେ ଯଦିଓ ତୁମ୍ଭେମାନେ ଆକାଶର ପ୍ରାନ୍ତ ସୀମାରେ ନିର୍ବାସିତ ଥିଲେ ହେଁ, ଆମ୍ଭେ ସେଠାରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା।’
10 “ଏମାନେ ତୁମ୍ଭର ଦାସ ଓ ତୁମ୍ଭର ଲୋକ, ତୁମ୍ଭେ ଏମାନଙ୍କୁ ଆପଣାର ମହା ପରାକ୍ରମ ଓ ଆପଣାର ବଳବାନ ହସ୍ତଦ୍ୱାରା ମୁକ୍ତ କରିଅଛ। 11 ହେ ସଦାପ୍ରଭୁ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ସମ୍ମାନ କରିବାରେ ଆନନ୍ଦ କରନ୍ତି, ଏମନ୍ତ ତୁମ୍ଭ ଦାସର ଓ ସମସ୍ତ ଦାସମାନଙ୍କର ପ୍ରାର୍ଥନା ପ୍ରତି ଟିକେ କର୍ଣ୍ଣପାତ କର। ଆଉ ପ୍ରାର୍ଥନା କରୁଅଛି ଆଜି ଆପଣା ଦାସକୁ ସଫଳ କରାଅ। ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ।”
ଏ ସମୟରେ, ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।
ରାଜା ନିହିମିୟାଙ୍କୁ ଯିରୁଶାଲମକୁ ପଠାଇଥିଲେ
2 ଅର୍ତ୍ତକ୍ଷସ୍ତ ରାଜାଙ୍କର ଅଧିକାରର ବିଂଶତମ ବର୍ଷରେ ନିଶାନ [a] ମାସରେ ଏହିପରି ଘଟିଥିଲା ଯେ, ରାଜାଙ୍କ ସମ୍ମୁଖରେ ଦ୍ରାକ୍ଷାରସ ଥିବା ବେଳେ ମୁଁ ସେହି ଦ୍ରାକ୍ଷାରସ ନେଇ ରାଜାଙ୍କୁ ଦେଲି। ଏହା ପୂର୍ବରୁ ମୁଁ ତାହାଙ୍କ ସାକ୍ଷାତରେ ଦୁଃଖିତ ହୋଇ ନ ଥିଲି। 2 ଏଥିରେ ରାଜା ମୋତେ ପଗ୍ଭରିଲେ, “ତୁମ୍ଭେ କ’ଣ ପୀଡ଼ିତ? ତୁମ୍ଭେ କାହିଁକି ଦୁଃଖିତ ଜଣା ପଡ଼ୁଛ? ମୁଁ ଭାବୁଛି ତୁମ୍ଭର ହୃଦୟ ଦୁଃଖପୂର୍ଣ୍ଣ ଅଛି।”
ଏହା ପରେ ମୁଁ ଭୟ କଲି। 3 ଯଦିଓ ମୁଁ ଭୟ କଲି, ତଥାପି ମୁଁ ରାଜାଙ୍କୁ କହିଲି, “ମହାରାଜ ଚିରଜୀବୀ ହୁଅନ୍ତୁ। ଯେଉଁ ନଗର ମୋର ପୂର୍ବପୁରୁଷଗଣର କବର ସ୍ଥାନ ତାହା ଯେତେବେଳେ ଉଜାଡ଼ି ହୋଇ ପଡ଼ିଛି ଓ ତହିଁର ଦ୍ୱାରସବୁ ଦଗ୍ଧ ହୋଇ ପଡ଼ିଛି ସେତେବେଳେ କାହିଁକି ମୋର ମୁଖ ଦୁଃଖିତ ହେବ ନାହିଁ।”
4 ଏହା ପରେ ରାଜା ମୋତେ କହିଲେ, “ମୋ’ ନିକଟରୁ କ’ଣ ସାହାଯ୍ୟ ତୁମ୍ଭେ ଗ୍ଭହଁ।”
ମୁଁ ଉତ୍ତର ଦେବା ପୂର୍ବରୁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କୁ ପ୍ରାର୍ଥନା କଲି। 5 ଏହା ପରେ ମୁଁ ରାଜାଙ୍କୁ ଉତ୍ତର ଦେଲି, “ଯଦି ମହାରାଜାଙ୍କର ସନ୍ତୋଷ ହୁଏ ଓ ଆପଣଙ୍କ ଦାସ ଯେବେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ଯିହୁଦା ଦେଶକୁ ମୋର ପିତୃ ଲୋକଙ୍କ କବର ନଗରକୁ ମୋତେ ପଠାଇବାକୁ ଆଜ୍ଞା କରନ୍ତୁ। ମୁଁ ସେଠାକୁ ଯିବାକୁ ଗ୍ଭହେଁ। ଏବଂ ସେଠାରେ ମୁଁ ନଗର ପୁନର୍ବାର ପ୍ରତିଷ୍ଠା କରିବାକୁ ଗ୍ଭହେଁ।”
6 ରାଣୀ ମଧ୍ୟ ରାଜାଙ୍କ ନିକଟରେ ବସିଥିଲେ। ରାଜା ଏବଂ ରାଣୀ ମୋତେ ପଗ୍ଭରିଲେ, “ତୁମ୍ଭର ଯାତ୍ରା କେତେ ଦିନ ଲାଗିବ? ତୁମ୍ଭେ ଏଠାକୁ କେବେ ଫେରିବ?”
ରାଜା ମୋତେ ପଠାଇବା ପାଇଁ ସନ୍ତୁଷ୍ଟ ହେବାରୁ ମୁଁ ତାଙ୍କୁ ଏକ ନିର୍ଦ୍ଧିଷ୍ଟ ସମୟ ଦେଲି। 7 ମୁଁ ମଧ୍ୟ ରାଜାଙ୍କୁ କହିଲି, “ଯଦି ମହାରାଜାଙ୍କର ସନ୍ତୋଷ ହୁଏ, ତେବେ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷମାନେ ଯେପରି ଯିହୁଦା ଦେଶରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯାତ୍ରା କରିବା ପାଇଁ ମୋତେ ଛାଡ଼ିଦିଅନ୍ତି। ଏଥିପାଇଁ ସେମାନଙ୍କ ନିକଟକୁ ମୋ’ ହାତରେ ପତ୍ର ପଠାନ୍ତୁ। 8 ରାଜା ଆସଫଙ୍କ ନିମନ୍ତେ ମୋତେ ଗୋଟିଏ ପତ୍ର ଦେଲେ। ଆସଫ୍ ବର୍ତ୍ତମାନ ରାଜାଙ୍କର ଜଙ୍ଗଲର ରକ୍ଷକ ଅଟନ୍ତି।” ସେ ଆସଫଙ୍କୁ ମନ୍ଦିର ଫାଟକର ମୂଖଶାଳା, ସହରର କାନ୍ଥ ଏବଂ ମନ୍ଦିର କବାଟ ପାଇଁ ମୋତେ ଖଣ୍ଡେ କାଠ ଦେବା ଲାଗି କହିଲେ।”
ରାଜା ଏପରି କରିଥିଲେ କାରଣ ପରମେଶ୍ୱର ମୋ’ ପାଇଁ ମଙ୍ଗଳମୟ ଥିଲେ।
9 ତେଣୁ ମୁଁ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷଙ୍କ ନିକଟକୁ ଗଲି। ତାଙ୍କ ନିକଟରେ ଉପସ୍ଥିତ ହୋଇ ତାଙ୍କୁ ରାଜାଙ୍କର ପ୍ରଦତ୍ତ ପତ୍ର ଦେଲି। ତେଣୁ ଦେଶାଧ୍ୟକ୍ଷ ମୋ’ ସହିତ ସେନାପତି ଓ ଅଶ୍ୱାରୋହୀମାନଙ୍କୁ ପଠାଇଲେ। 10 ହାରୋଣୀୟ ସନ୍ବଲ୍ଲଟ୍ ଓ ଅମ୍ମୋନୀୟ ଟୋବିୟ ଅଧିକାରୀଗଣ ଅତିଶୟ ଦୁଃଖିତ ହେଲେ, ଯେତେବେଳେ ସେମାନେ ଶୁଣିଲେ ଯେ, ଜଣେ ବ୍ୟକ୍ତି ଇସ୍ରାଏଲର ସନ୍ତାନଗଣଙ୍କୁ ସାହାଯ୍ୟ କରିବା ପାଇଁ ଆସିଅଛି।
ନିହିମିୟା ଯିରୁଶାଲମର କାନ୍ଥଗୁଡ଼ିକୁ ପରିଦର୍ଶନ କଲେ
11 ମୁଁ ଯିରୁଶାଲମକୁ ଗଲି ଓ ସେଠାରେ ତିନି ଦିନ ରହିଲି। 12 ଏହା ପରେ ରାତ୍ରି ସମୟରେ କିଛି ଲୋକଙ୍କ ସହିତ ବୁଲିବାକୁ ଗଲି। ପରମେଶ୍ୱର ଯିରୁଶାଲମ ପାଇଁ ଯାହା କରିବାକୁ ମୋତେ ପ୍ରେରଣା ଦେଇଥିଲେ, ତାହା ମୁଁ କାହାରିଠାରେ ପ୍ରକାଶ କଲି ନାହିଁ। ମୁଁ ଯେଉଁ ଘୋଡ଼ାରେ ଚଢ଼ିଥିଲି ସେହି ଘୋଡ଼ାକୁ ଛାଡ଼ି ଦେଲେ ମୋ’ ନିକଟରେ ଆଉ ଘୋଡ଼ା ନ ଥିଲା। 13 ଅନ୍ଧାର ହେବା ମାତ୍ରେ ମୁଁ ଉପତ୍ୟକାର ଧାରଦେଇ ନାଗକୂପ ଓ ଖତଦ୍ୱାର ପର୍ଯ୍ୟନ୍ତ ଗଲି ଓ ଯିରୁଶାଲମର ଭଗ୍ନ ପ୍ରାଚୀର ଓ ତହିଁର ଅଗ୍ନିଦଗ୍ଧ ଦ୍ୱାରସବୁ ଦେଖିଲି। 14 ତା’ପରେ ମୁଁ ନିର୍ଝର ଦ୍ୱାର ଓ ରାଜ ପୁଷ୍କରିଣୀ ପର୍ଯ୍ୟନ୍ତ ଗଲି। ମାତ୍ର ସେଠାରେ ମୋର ବାହାନ ପଶୁ ପାଇଁ ଯିବାର ସ୍ଥାନ ନ ଥିଲା। 15 ତେଣୁ ମୁଁ ଉପତ୍ୟକା ଉପରକୁ ଅନ୍ଧାରରେ ଚଢ଼ିଲି ଓ ପ୍ରାଚୀରକୁ ନିରୀକ୍ଷଣ କଲି ଏବଂ ଉପତ୍ୟକାର ଫାଟକ ଦେଇ ଫେରି ଆସିଲି। 16 ମୁଁ କେଉଁ ଆଡ଼େ ଗଲି ଓ କ’ଣ କଲି ଶାସକଗଣ ତାହା ଜାଣି ପାରିଲେ ନାହିଁ। ଆଉ ମୁଁ ମଧ୍ୟ ଯିହୁଦୀୟମାନଙ୍କୁ, ଯାଜକମାନଙ୍କୁ, ମୁଖ୍ୟମାନଙ୍କୁ, ଅଧିକାରୀମାନଙ୍କୁ କି ଅନ୍ୟ କାହାରିକୁ ତାହା ଜଣାଇ ନ ଥିଲି।
17 ଏହା ପରେ ମୁଁ ସେମାନଙ୍କୁ କହିଲି, “ତୁମ୍ଭେମାନେ ଦେଖି ପାରୁଛ ଆମ୍ଭେମାନେ ଖରାପ ଅବସ୍ଥାରେ ଅଛୁ। ଯିରୁଶାଲମ କିପରି ଉଜାଡ଼ ହୋଇ ପଡ଼ିଛି ଏବଂ ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି। ନିନ୍ଦିତ ନ ହେବା ଆସ, ଆସ ପୁଣି ଥରେ ଯିରୁଶାଲମର ପ୍ରାଚୀରକୁ ପୁନଃନିର୍ମାଣ କରିବା।”
18 ମୁଁ ମଧ୍ୟ ସେହି ଲୋକମାନଙ୍କୁ ଜଣାଇ ଦେଲି ଯେ, ପରମେଶ୍ୱର ମୋ’ ଉପରେ ଦୟା କରିଛନ୍ତି ଏବଂ ଯାହା ମୋତେ ରାଜା କହିଥିଲେ, ମୁଁ ସେମାନଙ୍କୁ କହିଲି। ତା’ପରେ ସେହି ଲୋକମାନେ ଉତ୍ତର ଦେଲେ, “ତେବେ ଗ୍ଭଲ, ବର୍ତ୍ତମାନ ଆମ୍ଭେମାନେ କାର୍ଯ୍ୟ ଆରମ୍ଭ କରିବା।” ତେଣୁ ସେମାନେ ନିଜକୁ ଏହି ଉତ୍ତମ କାମରେ ନିୟୋଜନ କଲେ। 19 କିନ୍ତୁ ହୋରୋଣୀୟ ସନ୍ବଲ୍ଲଟ୍ ଓ ଅମ୍ମୋନୀୟ ଟୋବିୟ ଓ ଆରବୀୟ ଗେଶମ ଏହା ଶୁଣି ଆମ୍ଭମାନଙ୍କୁ ପରିହାସ କଲେ ଓ ଘୃଣା କଲେ। ସେମାନେ କହିଲେ, ତୁମ୍ଭେମାନେ କ’ଣ ଏ କି କାର୍ଯ୍ୟ କରୁଅଛ? “ତୁମ୍ଭେମାନେ କ’ଣ ରାଜଦ୍ରୋହ କରୁଅଛ?”
20 କିନ୍ତୁ ମୁଁ ଏହିପରି କହିଲି, “ସ୍ୱର୍ଗସ୍ଥ ପରମେଶ୍ୱର ଆମ୍ଭର କାର୍ଯ୍ୟ ସିଦ୍ଧ କରିବେ। ଆମ୍ଭେ ହେଉଛୁ ପରମେଶ୍ୱରଙ୍କ ଦାସ। ଆମ୍ଭେମାନେ ଏହି ନଗରକୁ ପୁନଃନିର୍ମାଣ କରିବୁ। କିନ୍ତୁ ଯିରୁଶାଲମରେ ତୁମ୍ଭର କିଛି କାର୍ଯ୍ୟ ନାହିଁ।”
ପ୍ରାଚୀର ନିର୍ମାଣ କର୍ତ୍ତା
3 ଇଲିୟାଶୀବ ମହାଯାଜକ ଥିଲେ, ଇଲିୟାଶୀବ ଓ ତାଙ୍କର ସାଥୀ ଯାଜକମାନେ ମେଷ ଫାଟକ ଗଠନ କରିବାକୁ ଗଲେ। ସେମାନେ ସେହି ଫାଟକ ଉତ୍ସର୍ଗ କଲେ ଏବଂ ଏହାର ଦ୍ୱାର ସ୍ଥାପନ କଲେ। ସେମାନେ ସହସ୍ର ଦୁର୍ଗର ଓ ହନନେଲ ଦୁର୍ଗର କାର୍ଯ୍ୟ କଲେ।
2 ଯିରୀହୋର ଲୋକମାନେ ସେମାନଙ୍କ ପରେ କାମ କଲେ। ଇମ୍ରିର ପୁତ୍ର ସକ୍କୂର ଯିରୀହୋର ଲୋକମାନଙ୍କ ପରେ କାମ କଲା।
3 ହସନାୟାରର ପୁତ୍ରମାନେ ମତ୍ସ୍ୟଦ୍ୱାର ଗଠନ କଲେ। ସେମାନେ ତାର କଡ଼ି ଚଢ଼ାଇଲେ, ତା’ର କବାଟ, ହୁଡ଼ୁକା ଓ ଅର୍ଗଳସବୁ ଲଗାଇଲେ।
4 ସେମାନଙ୍କ ପରେ ହକ୍କୋସର ପୁତ୍ର ଊରିୟ, ଊରିୟର ପୁତ୍ର ମରେମୋତ୍ ତାପର ଅଂଶ ମରାମତି କଲା,
ଏବଂ ସେମାନଙ୍କ ପରେ ମଶେଷବେଲର ପୁତ୍ର ବେରିଖିୟ ଓ ବେରିଖିୟର ପୁତ୍ର ମଶୁଲ୍ଲମ୍ ପରବର୍ତ୍ତୀ ଅଂଶ ମରାମତି କଲା।
ଆଉ ସେମାନଙ୍କ ପରେ ବାନାର ପୁତ୍ର ସାଦୋକ୍ ପରବର୍ତ୍ତୀ ଅଂଶ ମରାମତି କଲା।
5 ତକୋୟୀୟ ଲୋକମାନେ ମରାମତି କଲେ। ସେମାନଙ୍କ କୁଳିନ ବର୍ଗ ଆପଣାମାନଙ୍କ ପ୍ରଭୁଙ୍କ କର୍ମରେ ହସ୍ତକ୍ଷେପ କଲେ ନାହିଁ।
6 ପାସେହର ପୁତ୍ର ଯିହୋୟାଦା ଓ ବଷୋଦିୟାର ପୁତ୍ର ମଶୁଲ୍ଲମ, ପୁରୁଣା ଫାଟକ ଲଗାଇଲେ। ସେମାନେ ତହିଁର କଡ଼ି କବାଟ, କବ୍ଜା ଓ ଅର୍ଗଳ ଲଗାଇଲେ।
7 ଗିବିୟୋନୀୟରୁ ମଲାଟିୟ ଓ ମରୋଣୋଥୀୟରୁ ଯାଦୋନ ସେମାନଙ୍କର ପାର୍ଶ୍ୱ ପ୍ରାଚୀରକୁ ମରାମତି କଲେ। ସେହି ଲୋକମାନେ ଗିବିୟୋନ ଓ ମିସ୍ପାରୁ ଥିଲେ। ସେମାନେ ନଦୀର ପଶ୍ଚିମାଞ୍ଚଳ ରାଜ୍ୟପାଳ ଦ୍ୱାରା ଶାସିତ ହେଲେ।
8 ହର୍ହୟର ପୁତ୍ର ସ୍ୱର୍ଣ୍ଣକାର ଉଷୀୟେଲ ସେମାନଙ୍କ ପରେ ଥିବା ପ୍ରାଚୀରର ଅଂଶ ମରାମତି କଲେ। ହନାନୀୟ ଯିଏ କି ସୁଗନ୍ଧ ବ୍ୟାପାରୀ ତାଙ୍କ ପରେ ଥିବା ପ୍ରାଚୀରର ଅଂଶ ମରାମତି କଲେ। ସେମାନେ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଯିରୁଶାଲମ ଦୃଢ଼ କଲେ।
9 ସେମାନଙ୍କ ନିକଟରେ ଯିରୁଶାଲମସ୍ଥ ପ୍ରଦେଶର ଅର୍ଦ୍ଧଭାଗରେ ଅଧ୍ୟକ୍ଷ ହୂରର ପୁତ୍ର ରଫାୟ ଭଗ୍ନ ପ୍ରାଚୀର ଗଠନ କଲେ।
10 ହରୁମଫର ପୁତ୍ର ଯିଦାୟ ଆପଣା ଗୃହ ସମ୍ମୁଖରେ ପ୍ରାଚୀର ଗଠନ କଲା। ତା’ ନିକଟକୁ ହଶ୍ବନିୟର ପୁତ୍ର ହଟୂଶ୍ ପ୍ରାଚୀର ଗଠନ କଲା। 11 ହାରିମର ପୁତ୍ର ମଲ୍କିୟ ଓ ପହତ୍-ମୋୟାବର ପୁତ୍ର ହଶୂବ୍ ଅନ୍ୟ ଏକ ଅଂଶ ଓ ତୁନ୍ଦୁରୁ-ଦୁର୍ଗ ଗଠନ କଲା।
12 ତାହା ନିକଟରେ ଯିରୁଶାଲମର ପ୍ରଦେଶର ଅର୍ଦ୍ଧଭାଗରେ ଅଧ୍ୟକ୍ଷ ହଲୋହେଶର ପୁତ୍ର, ଶଲ୍ଲୁମ ଓ ତାହାର କନ୍ୟାମାନେ ଜୀର୍ଣ୍ଣ ପ୍ରାଚୀର ଗଠନ କଲେ।
13 ହାନୂନ୍ ଓ ସାନୋହର ନିବାସୀମାନେ ଉପତ୍ୟକା ଦ୍ୱାରର ଭଗ୍ନାଂଶ ଗଠନ କଲେ। ସେମାନେ ତାହା ଗଢ଼ି ତାର କବାଟ, କବ୍ଜା, ଅର୍ଗଳସବୁ ଲଗାଇଲେ। ଆଉ ଖତଦ୍ୱାର ପର୍ଯ୍ୟନ୍ତ ପ୍ରାଚୀର ଏକ ହଜାର ହାତ ଦୃଢ଼ କଲେ।
14 ବୈଥ୍ହକ୍କେରମ୍ ପ୍ରଦେଶର ଅଧ୍ୟକ୍ଷ ରେଖବର ପୁତ୍ର ମଲ୍କିୟ ଖତଦ୍ୱାରର ଜୀର୍ଣ୍ଣଅଂଶ ଗଠନ କଲେ ଓ ତହିଁର କବାଟ, ହୁଡ଼ୁକା ଓ ଅର୍ଗଳ ଲଗାଇଲା।
15 ମିସ୍ପା ପ୍ରଦେଶର ଶାସକ କଲ୍ହୋଷିର ପୁତ୍ର ଶଲ୍ଲୁନ୍ ଝର ଦ୍ୱାରର ଭଗ୍ନାଂଶ ଲଗାଇଲେ। ଏବଂ ତାର କବ୍ଜା, ଢାଲ, ଅର୍ଗଳସବୁ ଲଗାଇଲା। ଦାଉଦ ନଗରରୁ ତଳକୁ ଯିବା ପାବଛ ପର୍ଯ୍ୟନ୍ତ ସେ ରାଜାଙ୍କର ରାଜୋଦ୍ୟାନ ଓ ଶେଲା ପୁଷ୍କରୀଣୀ ପ୍ରାଚୀର ମରାମତି କଲେ।
16 ବୈଥ୍ସୂର ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ଅସ୍ବୂକର ପୁତ୍ର ନିହିମିୟା ଦାଉଦଙ୍କର କବର ସମ୍ମୁଖ ପର୍ଯ୍ୟନ୍ତ ଓ ମନୁଷ୍ୟକୃତ ପୁଷ୍କରିଣୀ ପର୍ଯ୍ୟନ୍ତ ଓ ବୀରମାନଙ୍କ ଗୃହ ପର୍ଯ୍ୟନ୍ତ ମରାମତି କଲେ।
17 ତାର ନିକଟକୁ ଲେବୀୟ ପରିବାରବର୍ଗର, ବାନିର ପୁତ୍ର ରହୂମ୍ ଭଗ୍ନ ଅଂଶ ମରାମତି କଲା। ତା’ପରେ ଅର୍ଦ୍ଧ କିୟୀଲା ପ୍ରଦେଶର ଅଧ୍ୟକ୍ଷ ହଶବିୟ ମରାମତି କଲେ। ତାଙ୍କ ପ୍ରଦେଶ ତରଫରୁ ସେ ମରାମତି କଲେ।
18 ସେମାନଙ୍କ ଭାତୃଗଣ କିୟୀଲା ପ୍ରଦେଶର ଅର୍ଦ୍ଧଭାଗର ଅଧ୍ୟକ୍ଷ ହୋନାନଦର ପୁତ୍ର ବବୟ ତାହା ନିକଟରେ ଭଗ୍ନ ଅଂଶ ମରାମତି କଲେ।
19 ତାହା ନିକଟରେ ମିସ୍ପାର ଅଧ୍ୟକ୍ଷ ଯେଶୂୟର ପୁତ୍ର ଏସର୍ ପ୍ରାଚୀରର ବାଙ୍କ ନିକଟସ୍ଥ ଅସ୍ତ୍ରାଗାରର ଉଠାଣୀ ପଥ ସମ୍ମୁଖରେ ଅନ୍ୟ ଏକ ଭଗ୍ନା ଅଂଶ ଗଠନ କଲେ। 20 ତା’ର ନିକଟକୁ ସବ୍ବୟର ପୁତ୍ର ବାରୁକ୍ ଯତ୍ନ କରି ପ୍ରାଚୀରର ବାଙ୍କଠାରୁ ଇଲିୟାଶୀବ୍ ମହାଯାଜକର ଗୃହଦ୍ୱାର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ଭଗ୍ନ ଅଂଶ ଗଠନ କଲେ। 21 ତାପରକୁ ହକ୍କୋସର ପୌତ୍ର ଊରିୟର ପୁତ୍ର ମରେମୋତ୍ ଇଲିୟାଶୀବର ଗୃହଦ୍ୱାରଠାରୁ ଇଲିୟାଶୀବର ଗୃହ ପ୍ରାନ୍ତ ପର୍ଯ୍ୟନ୍ତ ଅନ୍ୟ ଏକ ଭଗ୍ନ ଅଂଶ ଗଠନ କଲେ। 22 ତା’ପରକୁ ପ୍ରାନ୍ତର ବାସୀ ଯାଜକମାନେ ଭଗ୍ନ ଅଂଶ ଗଠନ କଲେ।
23 ସେମାନଙ୍କ ପରେ ବିନ୍ୟାମୀନ ଓ ହଶୂବ୍ ସେମାନଙ୍କ ଆପଣାମାନଙ୍କ ଗୃହଗୁଡ଼ିକ ସମ୍ମୁଖରେ ଭଗ୍ନ ଅଂଶ ମରାମତି କଲେ। ସେମାନଙ୍କ ପରେ ଅନନିୟର ପୁତ୍ର ମାସେୟ, ମାସେୟର ପୁତ୍ର ଅସରିୟ ଆପଣା ଗୃହ ନିକଟରେ ଜୀର୍ଣ୍ଣ ପ୍ରାଚୀର ମରାମତି କଲେ।
24 ତା’ପରକୁ ହେନାଦଦର ପୁତ୍ର ବେନ୍ନୁୟୀ ଅସରିୟର ଗୃହଠାରୁ ପ୍ରାଚୀର ବାଙ୍କ ଓ କୋଣ ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ଜୀର୍ଣ୍ଣ ପ୍ରାଚୀର ଗଠନ କଲେ।
25 ଉଷୟର ପୁତ୍ର ପାଲାଲ୍ ପ୍ରାଚୀରର ବାଙ୍କ ସମ୍ମୁଖରେ ପ୍ରହରୀ ଶାଳାର ନିକଟସ୍ଥ ଉଚ୍ଚତର ରାଜଗୃହ ସମୀପରେ ବାହାର ଦୁର୍ଗ ପାଖରେ ଜୀର୍ଣ୍ଣ ପ୍ରାଚୀର ଗଠନ କଲେ। ତାହାପରେ ପରିୟୋଶର ପୁତ୍ର ପଦାୟ ଜୀର୍ଣ୍ଣ ପ୍ରାଚୀର ଗଠନ କଲେ।
26 ଏହି ସମୟରେ ନଥୀନୀୟମାନେ ଜଳଦ୍ୱାରର ପୂର୍ବଦିଗରେ ସମ୍ମୁଖ ପର୍ଯ୍ୟନ୍ତ ଓ ବାହାର ଦୁର୍ଗ ପର୍ଯ୍ୟନ୍ତ ଓଫଲରେ ବାସ କରୁଥିଲେ।
27 ତା’ପରେ ତକୋୟୀୟମାନେ ବାହାରସ୍ଥ ବଡ଼ ଦୁର୍ଗ ସମ୍ମୁଖରୁ ଓ ଫଲର ପ୍ରାଚୀର ପର୍ଯ୍ୟନ୍ତ ଅନ୍ୟ ଏକ ଅଂଶର ଭଗ୍ନ ଅଂଶ ଗଠନ କଲେ।
28 ଯାଜକମାନେ ପ୍ରତ୍ୟେକ ନିଜ ନିଜ ଗୃହ ସମ୍ମୁଖରେ ଅଶ୍ୱଦ୍ୱାରର ଉପରଭାଗର ଭଗ୍ନଅଂଶ ଗଠନ କଲେ। 29 ସେମାନଙ୍କ ପରେ ଇମ୍ମୋରର ପୁତ୍ର ସାଦୋକ୍ ଆପଣା ଗୃହ ସମ୍ମୁଖରେ ଭଗ୍ନ ଅଂଶ ଗଠନ କଲେ। ତା’ପରେ ପୂର୍ବଦ୍ୱାରପାଳ ଶିଖନିୟର ପୁତ୍ର ଶମୟିୟ ଜୀର୍ଣ୍ଣ ପ୍ରାଚୀର ଗଠନ କଲେ।
30 ଶେଲିମିୟର ପୁତ୍ର ହନାନିୟ ଓ ସାଲଫର ଷଷ୍ଠ ପୁତ୍ର ହାନୂନ୍ ଅନ୍ୟ ଏକ ଅଂଶର ଭଗ୍ନାଂଶ ଗଠନ କଲେ।
ତାହାପରେ ବେରିଖିୟର ପୁତ୍ର ମଶୁଲ୍ଲମ୍ ଆପଣା କୋଠରୀ ସମ୍ମୁଖରେ ଭଗ୍ନ ଅଂଶ ମରାମତି କଲେ। 31 ତା’ପରେ ମଲ୍କିୟ ନାମକ ଜଣେ ସ୍ୱର୍ଣ୍ଣକାର ସୈନ୍ୟମାନେ ଏକତ୍ରିତ ହେଉଥିବା ଫାଟକ ଆଗରେ ମନ୍ଦିର ଦାସମାନଙ୍କର, ନଥୀନୀୟମାନଙ୍କର ଓ ବଣିକମାନଙ୍କର ଗୃହ ପର୍ଯ୍ୟନ୍ତ, ଆଉ କୋଣର ଉଠାଣି ପର୍ଯ୍ୟନ୍ତ ଭଗ୍ନ ଅଂଶ ମରାମତି କଲେ। 32 କୋଣର ଉଠାଣୀ ଓ ମେଷଦ୍ୱାର ମଧ୍ୟରେ ସ୍ୱର୍ଣ୍ଣକାର ଓ ବଣିକମାନେ ଭଗ୍ନ ଅଂଶ ଗଠନ କଲେ।
ପବିତ୍ରଆତ୍ମାଙ୍କର ଆଗମନ
2 ଯେତେବେଳେ ପେଣ୍ଟିକଷ୍ଟ [a] ଦିନ ଆସିଲା ସେମାନେ ସମସ୍ତେ ଗୋଟିଏ ସ୍ଥାନରେ ଏକାଠି ଜମା ହୋଇଥିଲେ। 2 ସେତେବେଳେ ହଠାତ୍ ଆକାଶରୁ ଗୋଟିଏ ଶବ୍ଦ ଶୁଣାଗଲା। ଏହି ଶବ୍ଦ ଗୋଟିଏ ଭୀଷଣ ଝଡ଼ ବହିବା ପରି ଥିଲା। ଶବ୍ଦଟି ସେମାନେ ଯେଉଁ ଘର ଭିତରେ ବସିଥିଲେ, ସେହି ଘରର ଗ୍ଭରିଆଡ଼େ ବ୍ୟାପି ଗଲା। 3 ସେମାନେ ଅଗ୍ନିଶିଖା ପରି ଜିହ୍ୱାଗୁଡ଼ିକ କିଛି ଦେଖିଲେ। ଏହି ଅଗ୍ନିଶିଖାସବୁ ଭାଗ ଭାଗ ହୋଇ ସେଠାରେ ଥିବା ପ୍ରତ୍ୟେକ ବ୍ୟକ୍ତିର ଉପରେ ରହିଲା। 4 ସମସ୍ତେ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହେଲେ। ପବିତ୍ରଆତ୍ମାଙ୍କ ଦ୍ୱାରା ପାଉଥିବା ଶକ୍ତି ସାହାଯ୍ୟରେ ସେମାନେ ଭିନ୍ନ ଭିନ୍ନ ଭାଷାରେ କଥା କହିବାକୁ ଆରମ୍ଭ କଲେ।
5 ସେ ସମୟରେ ପୃଥିବୀର ସବୁ ଦେଶରୁ ଯିହୂଦୀ ଭକ୍ତମାନେ ଆସି ଯିରୁଶାଲମରେ ରହୁଥିଲେ। 6 ଏହି ଶବ୍ଦ ଶୁଣିବା ମାତ୍ରେ ସେମାନଙ୍କ ଭିତରୁ ବହୁତ ଲୋକ ଆସି ଜମା ହୋଇଗଲେ। ଲୋକମାନେ ଆଶ୍ଚର୍ଯ୍ୟ ହୋଇଗଲେ, କାରଣ ସେମାନେ ନିଜେ ଯେଉଁ ଭାଷାରେ କଥା ହେଉଥିଲେ, ପ୍ରେରିତମାନେ ସେହି ସେହି ଭାଷାରେ କଥା ହେଉଥିବାର ଶୁଣିଲେ।
7 ଏଥିରେ ଯିହୂଦୀମାନେ ଆଶ୍ଚର୍ଯ୍ୟ ହୋଇ ପରସ୍ପର ମଧ୍ୟରେ କଥାବାର୍ତ୍ତା ହେଲେ, “ଦେଖ, ଏହିପରି କଥା କହିଥିବା ଏହି ସମସ୍ତ ଲୋକେ ଗାଲିଲୀର ନୁହନ୍ତି କି? 8 କିନ୍ତୁ ଆମ୍ଭେମାନେ ସେମାନଙ୍କୁ ଆମ୍ଭ ମାତୃଭାଷାରେ କଥା କହିବାର କିପରି ଶୁଣୁଛୁ? ଏହା କିପରି ସମ୍ଭବ! 9 ଆମ୍ଭେ ଏଠାକୁ ଭିନ୍ନ ଭିନ୍ନ ସ୍ଥାନରୁ ଆସିଛୁ। ପାର୍ଥୀୟ, ମାଦୀୟ ଓ ଏଲାମୀୟ ପୁଣି ମେସପତାମିଆର ଲୋକମାନେ, 10 ଏବଂ ଯିହୂଦା, କାପ୍ପାଦକିଆ, ପନ୍ତ ଓ ଆସିଆ, ଫ୍ରୁଗିଆ ଓ ପ୍ରଫୂଲ୍ଲିଆ, ମିଶର ନିବାସୀ କୂରୀଣୀ ନିକଟବର୍ତ୍ତୀ ଲିବିୟା ପ୍ରଦେଶ ଲୋକେ ରୋମ ନଗରରୁ ଆସିଥିବା ତଥା କ୍ରୀତୀୟ ଓ ଆରବୀୟ ପରିଦର୍ଶକଗଣ। ଆମ୍ଭ ଭିତରୁ କେତେଜଣ ଜନ୍ମରୁ ଯିହୂଦୀ ଏବଂ ଅନ୍ୟ କେତେକ ଯିହୂଦୀ ଧର୍ମଗ୍ରହଣ କରିଥିବା ଲୋକମାନେ। 11 ଆମ୍ଭେ ସମସ୍ତେ ଭିନ୍ନ ଭିନ୍ନ ଦେଶରୁ ଆସିଛୁ। କିନ୍ତୁ ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭ ନିଜ ଭାଷା କହିବାର ଶୁଣୁଛୁ। ସେମାନେ ପରମେଶ୍ୱରଙ୍କର ମହତ୍ ଓ ଆଶ୍ଚର୍ଯ୍ୟ ପୂର୍ଣ୍ଣ କାର୍ଯ୍ୟକୁ ଆମ୍ଭ ଭାଷାରେ ବର୍ଣ୍ଣନା କରୁଛନ୍ତି। ଆମ୍ଭେ ଏହା ବୁଝି ପାରୁଛୁ।”
12 ସେମାନେ ସମସ୍ତେ ଆଶ୍ଚର୍ଯ୍ୟ ଓ ବିଭ୍ରାନ୍ତ ହୋଇ ପଡ଼ିଲେ। ସେମାନେ ପରସ୍ପର ଭିତରେ ପଚରା ଉଚରା ହେଲେ, “ଏ ସବୁ କ’ଣ ହେଉଛି?” 13 କିନ୍ତୁ ଅନ୍ୟ ଲୋକମାନେ ପ୍ରେରିତମାନଙ୍କୁ ଉପହାସ କରି କହିଲେ, “ଏମାନେ ସମସ୍ତେ ମଦପିଇ ମାତାଲ ହୋଇଛନ୍ତି।”
ପିତରଙ୍କର ଲୋକମାନଙ୍କୁ ସମ୍ବୋଧନ
14 ପିତର ସେହି ଏଗାର ଜଣ ପ୍ରେରିତଙ୍କ ସହ ଠିଆ ହୋଇ ସେହି ଲୋକମାନଙ୍କୁ ବଡ଼ ପାଟିରେ କହିଲେ, “ହେ ଯିହୂଦୀୟମାନେ, ହେ ଯିରୁଶାଲମ ବାସିନ୍ଦାମାନେ, ସମସ୍ତେ ମୋ’ କଥା ଶୁଣ। 15 ତୁମ୍ଭେମାନେ ଯାହା ଅନୁମାନ କରୁଛ ଯେ, ଏମାନେ ମାତାଲ, ତାହା ନୁହେଁ, କାରଣ ବର୍ତ୍ତମାନ ତ’ ସକାଳ ନ’ଟା ବାଜିଛି। 16 ଏବେ ଯାହା ଘଟୁଛି ସେ ବିଷୟରେ ଭାବବାଦୀ ଯୋୟେଲ କହିଥିଲେ:
17 “ପରମେଶ୍ୱର କହନ୍ତି, ମୁଁ ଶେଷ ସମୟରେ
ସମସ୍ତଙ୍କ ଉପରେ ମୋର ଆତ୍ମା ଢାଳିଦେବି।
ଯାହାଦ୍ୱାରା ତୁମ୍ଭମାନଙ୍କର ପୁଅ ଝିଅମାନେ ଭବିଷ୍ୟଦ୍ବାଣୀ କହି ପାରିବେ।
ତୁମ୍ଭମାନଙ୍କର ଯୁବକମାନେ ଦର୍ଶନ ପାଇବେ
ଓ ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ।
18 ହଁ, ସେତେବେଳେ ମୁଁ ନିଜ ସେବକ ସେବିକାମାନଙ୍କ ଉପରେ ନିଜ ଆତ୍ମା ଢାଳି ଦେବି,
ସେମାନେ ଭବିଷ୍ୟଦ୍ବାଣୀ କହିବେ।
19 ମୁଁ ଉପରିସ୍ଥ ଆକାଶରେ ବିସ୍ମୟଜନକ କାର୍ଯ୍ୟ
ଓ ନୀଚ୍ଚସ୍ଥ ପୃଥିବୀରେ ରକ୍ତ, ନିଆଁ, ମେଘ,
ଧୂଆଁର ଚିହ୍ନମାନ ଦେଖାଇବି।
20 ପ୍ରଭୁଙ୍କର ସେହି ମହତ୍ ଓ ପ୍ରସିଦ୍ଧ ଦିନ ଆସିବା ପୂର୍ବରୁ
ସୂର୍ଯ୍ୟ ଅନ୍ଧକାରମୟ
ଓ ଚନ୍ଦ୍ର ରକ୍ତ ବର୍ଣ୍ଣ ହୋଇଯିବ।
21 ସେତେବେଳେ ଯେ କେହି ପ୍ରଭୁଙ୍କ ନାମ ଉଚ୍ଚାରଣ କରିବ, ସେ ଉଦ୍ଧାର ପାଇବ।’(A)
2010 by World Bible Translation Center