Print Page Options
Previous Prev Day Next DayNext

Old/New Testament

Each day includes a passage from both the Old Testament and New Testament.
Duration: 365 days
Oriya Bible: Easy-to-Read Version (ERV-OR)
Version
ଏଷ୍ଟର ବିବରଣ 3-5

ଯିହୁଦୀମାନଙ୍କୁ ଧ୍ୱଂସ କରିବା ପାଇଁ ହାମ‌ନ୍‌ର ଯୋଜନା ଥିଲା

ଏହିସବୁ ଘଟଣା ପରେ ଅକ୍ଷଶ୍ୱେରଶ ରାଜା ଅଗାଗୀୟ ହମ୍ମଦାଥାର ପୁତ୍ର ହାମ‌ନ୍‌କୁ ଉନ୍ନତ କରି ଉଚ୍ଚ ପଦାନ୍ୱିତ କଲା। ଆଉ ତାହାର ସଙ୍ଗେ ସମସ୍ତ ଅଧିପତିର ଆସନ ଅପେକ୍ଷା ତାକୁ ଶ୍ରେଷ୍ଠ ଆସନ ଦେଲା। ତହିଁରେ ରାଜାର ଯେତେ ଦାସ ରାଜଦ୍ୱାରରେ ଥିଲେ, ସେ ସମସ୍ତେ ନତ ହୋଇ ହାମ‌ନ୍‌କୁ ପ୍ରଣାମ କଲେ। କାରଣ ରାଜା ତାହା ବିଷୟରେ ସେହିପରି ଆଜ୍ଞା ଦେଇଥିଲେ। ମାତ୍ର ମର୍ଦ୍ଦଖୟ ନତ ହେଲା ନାହିଁ କି ତାହାକୁ ପ୍ରଣାମ କଲା ନାହିଁ। ଏଣୁ ରାଜଦ୍ୱାର-ବର୍ତ୍ତୀ ରାଜାର ଦାସଗଣ ମର୍ଦ୍ଦଖୟକୁ କହିଲେ, “ତୁମ୍ଭେ କାହିଁକି ରାଜାଜ୍ଞା ଲଙ୍ଘନ କରୁଅଛ?”

ଏହିପରି ସେମାନେ ପ୍ରତ୍ୟେକ ଦିନ କହିଲେ। ତଥାପି ସେ ସେମାନଙ୍କର କଥା ଶୁଣିଲା ନାହିଁ। ଏଣୁ ଏହି ମର୍ଦ୍ଦଖୟର କଥା ରହିବ କି ନାହିଁ, ଏହା ଜାଣିବା ଇଚ୍ଛାରେ ସେମାନେ ହାମ‌ନ୍‌କୁ ତାହା ଜଣାଇଲେ। କାରଣ ମର୍ଦ୍ଦଖୟ ଯେକି ଯିହୁଦୀୟ ଲୋକ, ଏହା ସେ ସେମାନଙ୍କୁ କହିଥିଲା। ଯେତେବେଳେ ହାମନ୍ ଦେଖିଲା ମର୍ଦ୍ଦଖୟ ନତ ହେଲା ନାହିଁ, କି ତାହାକୁ ପ୍ରଣାମ କଲା ନାହିଁ। ସେତେବେଳେ ସେ ଅତି କ୍ରୋଧାନ୍ନିତ ହେଲା। ମାତ୍ର ସେ କେବଳ ମର୍ଦ୍ଦଖୟ ଉପରେ ହସ୍ତକ୍ଷେପ କରିବାକୁ ଲଘୁ ମଣିଲା। କାରଣ ସେମାନେ ତାହାକୁ ମର୍ଦ୍ଦଖୟର ବଂଶୀୟ ଲୋକଙ୍କ କଥା ଜଣାଇଲେ। ତେଣୁ ହାମନ୍ ଅକ୍ଷଶ୍ୱେରଶର ସମୁଦାୟ ରାଜ୍ୟରେ ସମସ୍ତ ଯିହୁଦୀୟଙ୍କୁ ଅର୍ଥାତ୍ ମର୍ଦ୍ଦଖୟର ଲୋକଙ୍କୁ ବିନାଶ କରିବାକୁ ଚେଷ୍ଟା କଲା।

ରାଜା ଅକ୍ଷଶ୍ୱେରଶ ଦ୍ୱାଦଶ ବର୍ଷର ପ୍ରଥମ ମାସଟି, ଯାହାକି “ନୀଷନ୍” ବୋଲି ପରିଚିତ, ସେମାନେ ଆଖିବୁଜି ଦ୍ୱାଦଶ ମାସକୁ ମନୋନୀତ କଲେ, ଏହା ଅଦର ଯିହୁଦୀମାନଙ୍କୁ ଧ୍ୱଂସ କରିବା ବୋଲି ଜଣାଯାଏ। ଏହା ପରେ ହାମନ୍ ଅକ୍ଷଶ୍ୱେରଶ ରାଜାକୁ କହିଲା, “ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକ କୃତ ଏକ ଦେଶୀୟ ଲୋକ ଅଛନ୍ତି। ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ ସେମାନେ ମଧ୍ୟ ମହାରାଜାଙ୍କ ବ୍ୟବସ୍ଥା ମାନନ୍ତି ନାହିଁ। ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜାଙ୍କର ଉଚିତ୍ ନୁହେଁ।

“ମହାରାଜ ସନ୍ତୁଷ୍ଟ ହେଲେ ସେମାନଙ୍କୁ ବିନାଶ କରିବା ପାଇଁ ପତ୍ର ଲେଖାଯାଉ। ତହିଁରେ ମୁଁ ରାଜକାର୍ଯ୍ୟରେ ନିଯୁକ୍ତ ଲୋକଙ୍କ ହସ୍ତରେ ରାଜଭଣ୍ତାରକୁ ଆଣିବା ପାଇଁ ଦଶହଜାର ତାଳନ୍ତ ରୂପା ଦେବି।”

10 ଏଥିରେ ରାଜା ଆପଣା ହସ୍ତରୁ ଅଙ୍ଗୁରୀୟ କାଢ଼ି ଯିହୁଦୀୟମାନଙ୍କର ବୈରି ଅଗାଗୀୟ ହମ୍ମଦାଥାର ପୁତ୍ର ହାମ‌ନ୍‌କୁ ଦେଲା। 11 ପୁଣି ରାଜା ହାମ‌ନ୍‌କୁ କହିଲା, “ସେହି ରୂପା ଓ ସେହି ଦେଶୀୟ ଲୋକ ତୁମ୍ଭକୁ ଦିଆଗଲା। ସେମାନଙ୍କ ପ୍ରତି ଯାହା ତୁମ୍ଭର ଇଚ୍ଛା, ତାହା କର।”

12 ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାର ଲେଖକମାନେ ଆହୁତ ହୁଅନ୍ତେ, ହାମ‌ନ୍‌ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜ ପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲା। ତାହା ଅକ୍ଷଶ୍ୱେରଶ ରାଜାର ନାମରେ ଲିଖିତ ଓ ରାଜାର ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା।

13 ସମସ୍ତ ଯିହୁଦୀୟ ଆବାଳ, ବୃଦ୍ଧବନିତାଙ୍କୁ ବଧ କରିବା ପାଇଁ, ତଣ୍ଟି କାଟିବା ପାଇଁ, ଧ୍ୱଂସ କରିବା ପାଇଁ ଏବଂ ସେମାନଙ୍କର ଦ୍ରବ୍ୟଗୁଡ଼ିକ ଲୁଣ୍ଠନ କରିବା ପାଇଁ ଲୋକମାନଙ୍କୁ ଅନୁମତି ପ୍ରଦାନ କରି, ରାଜା ସମସ୍ତ ପ୍ରଦେଶକୁ ପତ୍ରବାହକମାନଙ୍କ ଦ୍ୱାରା ପତ୍ର ପଠାଇଲେ। ଏହା ମାତ୍ର ଗୋଟିଏ ଦିନରେ କରାଯିବାର ଥିଲା, ତାହା ଦ୍ୱାଦଶ ମାସର ତ୍ରୟୋଦଶ ଦିନ ଯାହା ଅଦର ମାସ କୁହାଯାଏ।

14 ପୁଣି ସେହି ଦିନ ନିମନ୍ତେ ସମସ୍ତ ଲୋକ ଯେମିତି ପ୍ରସ୍ତୁତ ହୁଅନ୍ତି ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଆଜ୍ଞା ପ୍ରଗ୍ଭର କରିବାକୁ ଓ ଯାବତୀୟ ଲୋକଙ୍କୁ ଜଣାଇବାକୁ ସେହି ଲିଖନର ପ୍ରତିଲିପି ଦିଆଗଲା। 15 ଆଉ ଧାବକଗଣ ରାଜାଜ୍ଞା ପାଇ ଶୀଘ୍ର ବାହାରି ଗଲେ, ପୁଣି ସେହି ଆଜ୍ଞା ଶୂଶନ୍ ରାଜଧାନୀରେ ପ୍ରକାଶିତ ହେଲା, ତହୁଁ ରାଜା ଓ ହାମନ୍ ପାନ କରିବାକୁ ବସିଲେ, ମାତ୍ର ଶୂଶନ ନଗର ଉ‌‌‌‌‌ଦ୍‌‌‌‌‌ବିଗ୍ନ ହେଲା।

ମର୍ଦ୍ଦଖୟ ଏଷ୍ଟରଙ୍କୁ ସାହାଯ୍ୟ କରିବାକୁ ଗୁହାରି କଲେ

ମର୍ଦ୍ଦଖୟ ଏସବୁ ବିଷୟ ଜାଣିବାପରେ ନିଜର ବସ୍ତ୍ରକୁ ଚିରି ପକାଇଲା ଓ ଚଟ ବସ୍ତ୍ର ପିନ୍ଧି ମୁଣ୍ତରେ ଭସ୍ମ ଲେପନ କଲା। ସେ ନଗର ମଧ୍ୟକୁ ଗଲା ଓ ଉଚ୍ଚ ସ୍ୱରରେ ରୋଦନ କଲା। ସେ ରାଜଦ୍ୱାର ସମ୍ମୁଖ ପର୍ଯ୍ୟନ୍ତ ଆସିଲା। ମାତ୍ର ଶୋକ ବସ୍ତ୍ର ପିନ୍ଧି କେହି ରାଜଦ୍ୱାରରେ ପ୍ରବେଶ କରି ପାରିଲା ନାହିଁ। ପ୍ରତ୍ୟେକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜା ଆଜ୍ଞା ଓ ନିୟମ ପତ୍ର ଗଲା, ସେହିସବୁ ସ୍ଥାନର ଯିହୁଦୀୟମାନଙ୍କ ମଧ୍ୟରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା। ପୁଣି ଅନେକେ ଅଖା ଓ ଭସ୍ମରେ ଶୟନ କଲେ।

ଏଷ୍ଟରର ଦାସୀଗଣ ଓ ନପୁଂସକମାନେ ଆସି ମର୍ଦ୍ଦଖୟ ବିଷୟରେ ତାଙ୍କୁ ଜଣାଇଲେ। ତେଣୁ ରାଣୀ ଅତିଶୟ ବିଚଳିତ ହୋଇଗଲେ। ପୁଣି ମର୍ଦ୍ଦଖୟଠାରୁ ଅଖା କାଡ଼ି ତାହାକୁ ପିନ୍ଧାଇବା ପାଇଁ ବସ୍ତ୍ର ପଠାଇଲା। ମାତ୍ର ସେ ତାହା ଗ୍ରହଣ କଲା ନାହିଁ। ଏଥିପାଇଁ ରାଜାଙ୍କ ଦ୍ୱାରା ଏଷ୍ଟରର ସେବାରେ ନିଯୁକ୍ତ ହଥକ୍ ନାମେ ରାଜ ନପୁଂସକକୁ ଏଷ୍ଟର ଡାକି କ’ଣ ହେଲା ଓ କିପରି ହେଲା ତାହା ଜାଣିବା ପାଇଁ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାକୁ ଆଜ୍ଞା ଦେଲା। ତା’ପରେ ହଥକ୍ ରାଜଦ୍ୱାର ସମ୍ମୁଖସ୍ଥ ନଗରର ଛକ ସ୍ଥାନରେ ମର୍ଦ୍ଦଖୟ ନିକଟକୁ ଗଲା। ଏବଂ ମର୍ଦ୍ଦଖୟ ନିଜ ପ୍ରତି ଯାହା ଯାହା ଘଟିଥିଲା ଓ ଯିହୁଦୀୟମାନଙ୍କୁ ବିନାଶ କରିବା ନିମନ୍ତେ ହାମନ୍ ରାଜଭଣ୍ତାରରେ ଠିକ୍ ଯେତେ ମୁଦ୍ରା ଦେବାକୁ ପ୍ରତିଜ୍ଞା କରିଥିଲା, ସେସବୁ ତାକୁ କହିଲା। ଆହୁରି ମଧ୍ୟ ସେମାନଙ୍କ ବିନାଶାର୍ଥେ ଯେଉଁ ଆଜ୍ଞାପତ୍ର ଶୂଶନରେ ଦେଇଥିଲା, ତହିଁର ଏକ କପି ଏଷ୍ଟରକୁ ଦେଖାଇ ଜ୍ଞାତ କରାଇବାକୁ ଦେଲା। ଆଉ ଏଷ୍ଟର ଯେପରି ଆପଣା ଲୋକମାନଙ୍କ ପାଇଁ ରାଜାଙ୍କ ଛାମୁରେ ପ୍ରବେଶ କରି ତାହାଙ୍କ ନିକଟରେ ନିବେଦନ ଓ ଅନୁରୋଧ କରିବ ଏପରି ଆଦେଶ କରିବାକୁ କହିଲା।

ତେଣୁ ହଥକ୍ ଆସି ମର୍ଦ୍ଦଖୟର କଥା ଏଷ୍ଟରକୁ ଜଣାଇଲା।

10 ଏହା ପରେ ଏଷ୍ଟର ହଥକକୁ ଏହିକଥା କହି ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ଆଜ୍ଞା କଲା। 11 “ବିନା ରାଜା ଡାକରାରେ ପୁରୁଷ ଓ ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ ତାହାର ପ୍ରାଣଦଣ୍ତ ଦେବାର ଏକମାତ୍ର ବ୍ୟବସ୍ଥା ଅଛି। କେବଳ ଯାହା ପ୍ରତି ରାଜା ସ୍ୱର୍ଣ୍ଣମୟ ରାଜଦଣ୍ତ ବଢ଼ାନ୍ତି, ସେହି ବଞ୍ଚେ। ଏହା ରାଜାଙ୍କର ସବୁଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି। ମାତ୍ର ଗତ ତିରିଶ୍ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ।”

12-13 ସେମାନେ ଏଷ୍ଟରର ଏହିକଥା ମର୍ଦ୍ଦଖୟକୁ କହିଲେ। ତେଣୁ ମର୍ଦ୍ଦଖୟ ଏଷ୍ଟରକୁ, ଏହି ପ୍ରତ୍ୟୁତ୍ତର ଦେବାକୁ ସେମାନଙ୍କୁ କହିଲା, “ସବୁ ଯିହୁଦୀୟମାନଙ୍କ ମଧ୍ୟରୁ କେବଳ ତୁମ୍ଭେ ରାଜ ଗୃହରେ ଥିବାରୁ ସେ ରକ୍ଷା ପାଇବ, ଏହା ଭାବ ନାହିଁ। 14 ଯଦି ତୁମ୍ଭେ ଏହି ସମୟରେ ନୀରବ ହୋଇ ରୁହ, ତେବେ ଅନ୍ୟ ଏକ ସ୍ଥାନରୁ ଯିହୁଦୀୟମାନଙ୍କ ନିମନ୍ତେ ଉପଶମ ଓ ପରିତ୍ରାଣ ଆସିବ। କିନ୍ତୁ ତୁମ୍ଭେ ଏବଂ ତୁମ୍ଭର ପରିବାର ବିନାଶ ହେବ, କିଏ ଜାଣେ ତୁମ୍ଭେ ଏପରି ସମୟର ତୁମ୍ଭର ରାଜକୀୟ ସ୍ଥାନ ପାଇପାର?”

15-16 ଏହା ପରେ ଏଷ୍ଟର ମର୍ଦ୍ଦଖୟ ନିକଟକୁ ଉତ୍ତର ପଠାଇଲା, “ତୁମ୍ଭେ ଯାଇ ଶୂଶନରେ ଉପସ୍ଥିତ ସମସ୍ତ ଯିହୁଦୀମାନଙ୍କୁ ଏକତ୍ର କରି ମୋ’ ଲାଗି ଉପବାସ କର। ପୁଣି ତିନି ଦିନ ଯାଏ, ଦିନରେ କି ରାତ୍ରିରେ କିଛି ଖାଅ ନାହିଁ ଓ କିଛି ପାନ କର ନାହିଁ। ମୁଁ ଓ ମୋର ଦାସୀଗଣ ସେହିପରି ଉପବାସ କରିବୁ, ତହୁଁ ବ୍ୟବସ୍ଥାନୁଯାୟୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ଯିବି, ସେଥିରେ ମଲେ ପଛେ ମରିବି।”

17 ତେଣୁ ମର୍ଦ୍ଦଖୟ ଗଲେ, ସେ ଏଷ୍ଟରଙ୍କ କହିବା ଅନୁଯାୟୀ କାର୍ଯ୍ୟ କଲେ।

ଏଷ୍ଟର ରାଜାଙ୍କୁ କହିଲେ

ତୃତୀୟ ଦିନ ଏଷ୍ଟର ରାଜକୀୟ ବସ୍ତ୍ର ପିନ୍ଧି ରାଜଗୃହର ଭିତର ପ୍ରାଙ୍ଗଣରେ ରାଜଗୃହ ସମ୍ମୁଖରେ ଛିଡ଼ା ହେଲା। ସେହି ସମୟରେ ରାଜା ରାଜଗୃହରେ ଗୃହଦ୍ୱାର ସମ୍ମୁଖରେ ରାଜ ସିଂହାସନ ଉପରେ ଉପବିଷ୍ଟ ଥିଲେ। ତା’ପରେ ରାଜା, ରାଣୀ ଏଷ୍ଟର ପ୍ରାଙ୍ଗଣରେ ଠିଆ ହେବାର ଦେଖିଲେ। ଏବଂ ରାଜା ତାକୁ ଦେଖି ଖୁସୀ ହେଲେ, ତେଣୁ ସେ ତାଙ୍କ ହାତରେ ଥିବା ସୁବର୍ଣ୍ଣର ରାଜଦଣ୍ତ ରାଣୀ ଏଷ୍ଟର ଆଡ଼କୁ ବଢ଼ାଇଲେ। ତେଣୁ ଏଷ୍ଟର ନିକଟକୁ ଆସିଲେ ଏବଂ ଆସି ରାଜଦଣ୍ତର ଅଗ୍ର ଭାଗ ଛୁଇଁଲେ।

ରାଜା ତାଙ୍କୁ ପଗ୍ଭରିଲେ, “ରାଣୀ ଏଷ୍ଟର, ମୁଁ ତୁମ୍ଭ ପାଇଁ କ’ଣ କରିପାରେ? ତୁମ୍ଭର କ’ଣ ପ୍ରାର୍ଥନା ଅଛି? ମୋର ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ତୁମ୍ଭକୁ ଦିଆଯିବା।”

ଏଷ୍ଟର କହିଲା, “ଯେବେ ମହାରାଜାଙ୍କ ଦୃଷ୍ଟିରେ ଭଲ ଦିଶେ, ତେବେ ମୁଁ ଆପଣାଙ୍କ ପାଇଁ ଯେଉଁ ଭୋଜି ପ୍ରସ୍ତୁତ କରିଅଛି, ମହାରାଜ ଓ ହାମନ୍ ଆଜି ସେହି ଭୋଜିକୁ ଆଗମନ କରନ୍ତୁ।”

ଏହା ପରେ ରାଜା କହିଲେ, “ ହାମ‌ନ୍‌କୁ ଶୀଘ୍ର ଆଣ, ତାହାହେଲେ ଏଷ୍ଟର ଯାହା କହିଛନ୍ତି ଆମ୍ଭେ ତାହା କରି ପାରିବୁ।”

ଏହା ପରେ ରାଜା ଓ ହାମନ୍ ଏଷ୍ଟରର ପ୍ରସ୍ତୁତ ନୈଶ ଭୋଜିକୁ ଆସିଲେ। ଏଥିରେ ରାଜା ଭୋଜିରେ ଦ୍ରାକ୍ଷାରସ ପାନକରିବା ବେଳେ ଏଷ୍ଟରକୁ କହିଲା, “ତୁମ୍ଭର କ’ଣ ନିବେଦନ ଅଛି? ତାହା ତୁମ୍ଭକୁ ଦିଆଯିବ। ତୁମ୍ଭର ପ୍ରାର୍ଥନା କ’ଣ? ମୋ’ ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ଦିଆଯିବ।”

ତହିଁରେ ଏଷ୍ଟର କହିଲା, “ମୋର ନିବେଦନ ଓ ପ୍ରାର୍ଥନା ଏହି କି, ମୁଁ ଯେବେ ମୋର ଇଚ୍ଛା ପୂରଣ କରିବା ପାଇଁ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏବଂ ଏହା ଯେବେ ରାଜାଙ୍କୁ ଆନନ୍ଦ କରୁଥାଏ, ରାଜା ଓ ହାମନ୍ ଆସନ୍ତାକାଲି ରାତ୍ରି ଭୋଜନକୁ ଆସନ୍ତୁ ଯାହା ମୁଁ ପ୍ରସ୍ତୁତ କରିବି। ସେହି ସମୟରେ ମୁଁ ରାଜାଙ୍କର ପ୍ରଶ୍ନର ଉତ୍ତର ଦେବି।”

ହାମନ୍ ମର୍ଦ୍ଦଖୟଙ୍କ ଉପରେ କ୍ରୋଧ କଲେ

ସେଦିନ ହାମନ୍ ଆନନ୍ଦିତ ହୋଇ ଗ୍ଭଲିଗଲା। ମାତ୍ର ହାମନ୍, ରାଜଦ୍ୱାରରେ ନିଜ ସମ୍ମୁଖରେ ମର୍ଦ୍ଦଖୟଙ୍କୁ ଉଠି ଠିଆ ନ ହେବାର କି ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖୟ ବିରୁଦ୍ଧରେ କ୍ରୋଧରେ ପରିପୂର୍ଣ୍ଣ ହେଲା। 10 ତଥାପି ହାମନ୍ ନିଜର କ୍ରୋଧକୁ ନିୟନ୍ତ୍ରଣ କଲା ଏବଂ ଗୃହକୁ ଗଲା। ତା’ପରେ ଆପଣା ମିତ୍ରଗଣକୁ ଓ ଆପଣା ଭାର୍ଯ୍ୟା ସେରଶକୁ ଡକାଇ ଆଣିଲା। 11 ଆଉ ହାମନ୍ ଆପଣା ଧନ ଓ ଐଶ୍ୱର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିରୂପେ ତାହାର ପଦ ବୃଦ୍ଧି କରିଛନ୍ତି, ତାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଛନ୍ତି। ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲା। 12 ହାମନ୍ ଆହୁରି କହିଲା, “ଏଷ୍ଟର ରାଣୀ ଆପଣା ପ୍ରସ୍ତୁତ ଭୋଜିକୁ ମୋ’ ଛଡ଼ା ଆଉ କାହାକୁ ରାଜାଙ୍କ ସଙ୍ଗେ ଯିବାକୁ ଦେଇ ନାହାନ୍ତି। ପୁଣି କାଲିକି ମୁଁ ରାଜାଙ୍କ ସଙ୍ଗେ ତାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଅଛି। 13 କିନ୍ତୁ ମୁଁ ପ୍ରତ୍ୟେକଥର ଯିହୁଦୀ ମର୍ଦ୍ଦଖୟକୁ ରାଜାଙ୍କ ଫାଟକରେ ବସିବାର ଦେଖେ, ଏହାସବୁ ମୋର କିଛି ଭଲ କରେ ନାହିଁ।”

14 ତେଣୁ ତାହାର ସ୍ତ୍ରୀ ସେରଶ୍ ଓ ତାର ସମସ୍ତ ମିତ୍ରଗଣ ତାକୁ କହିଲେ, “ପଗ୍ଭଶ୍ ହାତ ଉଚ୍ଚ ଏକ ଫାଶିକାଠ ପ୍ରସ୍ତୁତ କରାଯାଉ। ପୁଣି ମର୍ଦ୍ଦଖୟକୁ ତହିଁରେ ଫାଶି ଦେବା ପାଇଁ କାଲି ସକାଳେ ରାଜାଙ୍କୁ କୁହ। ତହିଁ ପରେ ତୁଷ୍ଟ ହୋଇ ରାଜା ସହିତ ଭୋଜିକୁ ଯାଅ।”

ଏହା ହାମ‌ନ୍‌କୁ ଏକ ଭଲ ବୁଦ୍ଧି ପରି ଜଣାଗଲା, ତେଣୁ ସେ ଫାଶି କାଠ ପ୍ରସ୍ତୁତ କଲା।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 5:22-42

22 କିନ୍ତୁ ସେହି ଲୋକମାନେ କାରାଗାରରେ ପ୍ରେରିତମାନଙ୍କୁ ନ ପାଇ ଫେରିଗଲେ ଓ ଯାଇ ସେମାନଙ୍କୁ ଏହି ଖବର ଦେଲେ, 23 “ଆମ୍ଭେ କାରାଗାରରେ ଭଲ ଭାବରେ ତାଲା ପଡ଼ିଥିବାର ଦେଖିଲୁ ଓ ଜଗୁଆଳୀମାନଙ୍କୁ ଦ୍ୱାର ପାଖରେ ଠିଆ ହେବାର ମଧ୍ୟ ଦେଖିଲୁ। କିନ୍ତୁ ଆମ୍ଭେ ଯେତେବେଳେ କାରାଗାର ଖୋଲି ଦେଖିଲୁ, ସେତେବେଳେ ସେଠାରେ କେହି ନ ଥିଲେ।” 24 ଏ କଥା ଶୁଣି ମନ୍ଦିରର ସେନାପତି ଓ ମହାଯାଜକ ବିବ୍ରତ ହୋଇପଡ଼ିଲେ ଓ “ଏହାର ପରିଣାମ କ’ଣ ହେବ, ଏହା ଭାବି ସମସ୍ତେ ହତବୁଦ୍ଧି ହେଲେ।”

25 ଠିକ୍ ସେହି ସମୟରେ ଜଣେ ଆସି ସେମାନଙ୍କୁ କହିଲା, “ତୁମ୍ଭେମାନେ ଯେଉଁମାନଙ୍କୁ କାରାଗାରରେ ବନ୍ଦୀକରି ରଖିଥିଲ ସେମାନେ ମନ୍ଦିରରେ ଠିଆ ହୋଇ ଲୋକମାନଙ୍କୁ ଉପଦେଶ ଦେଉଛନ୍ତି।” 26 ତେଣୁ ସେନାପତି ସେହି ଲୋକମାନଙ୍କୁ ସାଙ୍ଗରେ ନେଇ ପ୍ରେରିତମାନଙ୍କୁ ନେଇ ଆସିଲେ। ସେମାନେ ପ୍ରେରିତମାନଙ୍କୁ ଜୋ‌ର୍‌‌ଜବରଦସ୍ତି କରି ଆଣିଲେ ନାହିଁ କାରଣ ସେମାନେ ଭୟ କଲେ, ଯଦି ସେମାନେ ଏପରି କରିବେ, ତେବେ ଲୋକମାନେ ହୁଏତ ସେମାନଙ୍କୁ ପଥର ଫୋପାଡ଼ିବେ।

27 ସେମାନେ ପ୍ରେରିତମାନଙ୍କୁ ଭିତରକୁ ଆଣି ମହାସଭାରେ ଉପସ୍ଥିତ କରାଇଲେ। ତା’ପରେ ମହାଯାଜକ ସେମାନଙ୍କୁ ପଗ୍ଭରିଲେ, 28 “ଆମ୍ଭେ ତୁମ୍ଭମାନଙ୍କୁ ଯୀଶୁଙ୍କ ନାମରେ ଶିକ୍ଷା ନ ଦେବା ପାଇଁ କଠୋର ଆଦେଶ ଦେଇଥିଲୁ କିନ୍ତୁ ତୁମ୍ଭେମାନେ ନିଜ ନିଜ ଶିକ୍ଷା ଦ୍ୱାରା ଯିରୁଶାଲମକୁ ପୂର୍ଣ୍ଣ କରି ଦେଇଛ। ତୁମ୍ଭେମାନେ ଏ ଲୋକର ମୃତ୍ୟୁ ଦୋଷ ଆମ୍ଭମାନଙ୍କ ଉପରେ ଲଦି ଦେବା ପାଇଁ ଗ୍ଭହୁଁଛ।”

29 ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, “ଆମ୍ଭେମାନେ ମନୁଷ୍ୟମାନଙ୍କ ଆଜ୍ଞା ଅପେକ୍ଷା ପରମେଶ୍ୱରଙ୍କ ଆଜ୍ଞା ନିଶ୍ଚୟ ମାନିବୁ। 30 ତୁମ୍ଭେମାନେ ଯେଉଁ ଯୀଶୁଙ୍କୁ କ୍ରୁଶରେ ଝୁଲେଇ ହତ୍ୟା କରିଛ ତାହାଙ୍କୁ ଆମ୍ଭ ପିତୃପୁରୁଷମାନଙ୍କର ପରମେଶ୍ୱର ମୃତ୍ୟୁରୁ ଉଠାଇଛନ୍ତି। 31 ପରମେଶ୍ୱର ଇସ୍ରାଏଲର ଲୋକମାନଙ୍କ ହୃଦୟ ଓ ଜୀବନ ପରିବର୍ତ୍ତନ କରିବା ପାଇଁ ତାହାଙ୍କୁ ନେତା ଓ ଉଦ୍ଧାରକର୍ତ୍ତା କରି ନିଜ ଡାହାଣ ପଟେ ସ୍ଥାପିତ କରିଛନ୍ତି। 32 ଆମ୍ଭେ ସମସ୍ତେ ଏ ଘଟଣାଗୁଡ଼ିକର ସାକ୍ଷୀ। ପବିତ୍ରଆତ୍ମା ମଧ୍ୟ ଏ ଘଟଣାଗୁଡ଼ିକର ସାକ୍ଷୀ। ପରମେଶ୍ୱର ନିଜର ଆଜ୍ଞା ମାନୁଥିବା ଲୋକମାନଙ୍କୁ ପବିତ୍ରଆତ୍ମାଙ୍କୁ ଦେଇଛନ୍ତି। ସେମାନେ ମଧ୍ୟ ଏହାର ସାକ୍ଷୀ।”

33 ଯିହୂଦୀୟ ନେତାମାନେ ଏ କଥା ଶୁଣି ଭୀଷଣ ରାଗିଗଲେ ଓ ପ୍ରେରିତମାନଙ୍କୁ ହତ୍ୟା କରିବା ପାଇଁ ଯୋଜନା କଲେ। 34 କିନ୍ତୁ ସେହି ସଭାରେ ଆଇନ ଶିକ୍ଷକ ଗମଲୀୟେଲ ନାମକ ଜଣେ ସମ୍ମାନଜନକ ଫାରୂଶୀ ଠିଆ ହୋଇ ପ୍ରେରିତମାନଙ୍କୁ କିଛି ସମୟ ପାଇଁ ବାହାରକୁ ଯିବା ପାଇଁ ଆଦେଶ ଦେଲେ। 35 ତା’ପରେ ସେ ସେମାନଙ୍କୁ କହିଲେ, “ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଏହି ଲୋକମାନଙ୍କ ପାଇଁ ଯାହା କରିବାକୁ ଯାଉଛ ସେଥିପାଇଁ ସାବଧାନ ରୁହ। 36 ଏହା ପୂର୍ବରୁ ଥିଉଦା ନାମକ ଜଣେ ଲୋକ ନିଜକୁ ବହୁତ ବଡ଼ ବୋଲି ଭାବୁଥିଲା। ପ୍ରାୟ ଗ୍ଭରିଶହ ଲୋକ ତାହାର ଅନୁଗାମୀ ଥିଲେ। କିନ୍ତୁ ତାହାକୁ ମାରିଦିଆଗଲା। ପରେ ତା’ର ସମସ୍ତ ଶିଷ୍ୟମାନେ ଛିନ୍ନଭିନ୍ନ ହୋଇ ପଳାଇଗଲେ। ଏହି ସମସ୍ତର କୌଣସି ଫଳ ହେଲା ନାହିଁ। 37 ତାହାଙ୍କ ପରେ ଜନଗଣନା ସମୟରେ ଗାଲିଲୀ ଦେଶର ଯିହୂଦା ନାମକ ଜଣେ ବ୍ୟକ୍ତି ବାହାରିଲେ। ସେ ମଧ୍ୟ କେତେକ ଲୋକଙ୍କୁ ନିଜର ଶିଷ୍ୟ କଲେ। କିନ୍ତୁ ତାହାଙ୍କୁ ମଧ୍ୟ ହତ୍ୟା କରାଗଲା। ତାହାଙ୍କର ସମସ୍ତ ଅନୁଗାମୀମାନେ ଛିନ୍ନଭିନ୍ନ ହୋଇ ପଳାଇଗଲେ। 38 ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ କହୁଛି, ଏହି ଲୋକମାନଙ୍କଠାରୁ ଦୂରରେ ରୁହ। ସେମାନଙ୍କୁ ଏକୁଟିଆ ଛାଡ଼ିଦିଅ। ଯଦି ସେମାନଙ୍କର ମନ୍ତ୍ରଣା ବା ଏହି କାମ ମନୁଷ୍ୟମାନଙ୍କ ପକ୍ଷରୁ ହୋଇଥାଏ, ତେବେ ତାହା ବିଫଳ ହେବ। 39 କିନ୍ତୁ ଯଦି ଏହା ପରମେଶ୍ୱରଙ୍କଠାରୁ ହୋଇଥାଏ, ତେବେ ତୁମ୍ଭେମାନେ ସେମାନଙ୍କ କାମ ବନ୍ଦ କରି ପାରିବ ନାହିଁ। ତୁମ୍ଭେମାନେ ନିଜକୁ ପରମେଶ୍ୱରଙ୍କ ବିରୁଦ୍ଧରେ ଲଢ଼ିବାର ଦେଖିବ।”

ସେମାନେ ତାହାଙ୍କ ଉପଦେଶ ମାନିଲେ। 40 ସେମାନେ ପ୍ରେରିତମାନଙ୍କୁ ଭିତରକୁ ଡାକି ନେଇ ପ୍ରହାର କଲେ। ସେମାନଙ୍କୁ ଯୀଶୁଙ୍କ ନାମରେ କିଛି ନ କହିବା ପାଇଁ ଆଦେଶ ଦେଲେ। ତା’ପରେ ସେମାନଙ୍କୁ ଛାଡ଼ି ଦେଲେ। 41 ପ୍ରେରିତମାନେ ମହାସଭା ଛାଡ଼ି ଗ୍ଭଲିଗଲେ। ସେମାନେ ଖୁସୀ ହେଲେ ଯେ, ସେମାନଙ୍କୁ ଯୀଶୁଙ୍କ ନାମରେ ଅପମାନ ସହିବାକୁ ଯୋଗ୍ୟ ବିବେଚିତ କରାଯାଇଛି। 42 ପ୍ରେରିତମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଏହି ସୁସମାଗ୍ଭର ଦେଲେ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ। ସେମାନେ ପ୍ରଗ୍ଭର କାର୍ଯ୍ୟ ଆଦୌ ବନ୍ଦ କଲେ ନାହିଁ।

Oriya Bible: Easy-to-Read Version (ERV-OR)

2010 by World Bible Translation Center