Print Page Options
Previous Prev Day Next DayNext

Old/New Testament

Each day includes a passage from both the Old Testament and New Testament.
Duration: 365 days
Oriya Bible: Easy-to-Read Version (ERV-OR)
Version
ଗୀତସଂହିତା 4-6

ତାରଯୁକ୍ତ ବାଦ୍ୟଯନ୍ତ୍ର ଦ୍ୱାରା ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

ହେ ମୋର ଧର୍ମସ୍ୱରୂପ ପରମେଶ୍ୱର,
    ମୋତେ ଉତ୍ତର ଦିଅ।
ମୁଁ ଯେତେବେଳେ ତୁମ୍ଭକୁ ପ୍ରାର୍ଥନା କରୁଛି, ମୋର ଗୁହାରି ଶୁଣ।
ମୋ’ ପ୍ରତି ସଦୟ ହୁଅ।
    ମୋତେ ମୋର ସମସ୍ତ ଦୁଃଖ ଯନ୍ତ୍ରଣାରୁ ମୁକ୍ତି ପ୍ରଦାନ କର।

ହେ ଲୋକମାନେ ଆଉ କେତେ ଦିନ ଏପରି ଖରାପ କଥା ମୋ’ ବିରୁଦ୍ଧରେ ପ୍ରଗ୍ଭର କରିବ?
    ତୁମ୍ଭେମାନେ କେତେଦିନ ନାନା ପ୍ରକାର ନୂଆ ନୂଆ ମିଥ୍ୟା କଥା ମୋ’ ବିଷୟରେ କହିବ?
    କାହିଁକି ତୁମ୍ଭେମାନେ ସେହି ମନ୍ଦ କଥା କହିବାକୁ ଭଲ ପାଉଛ?

ତୁମ୍ଭେ ଜାଣ ସଦାପ୍ରଭୁ ସବୁବେଳେ ତାଙ୍କ ଆଶ୍ରିତ ଧାର୍ମିକ ବ୍ୟକ୍ତିମାନଙ୍କ କଥା ଶୁଣନ୍ତି।
    ତେଣୁ ସେ ମୋ’ କଥା ମଧ୍ୟ ଶୁଣନ୍ତି, ମୁଁ ଯେତେବେଳେ ତାଙ୍କୁ ପ୍ରାର୍ଥନା କରେ।

ଯଦି ତୁମ୍ଭକୁ କୌଣସି କଥା ବିବ୍ରତ କରୁଛି,
    ତୁମ୍ଭେ ବିଛଣାକୁ ଶୋଇବାକୁ ଯିବା ପୂର୍ବରୁ ସେହି କଥାଗୁଡ଼ିକ ଚିନ୍ତା କର ଓ ଆନନ୍ଦ ମନରେ ଶାନ୍ତିରେ ଆରାମ କର।
ସଦାସର୍ବଦା ସଦାପ୍ରଭୁଙ୍କ ଉପରେ ବିଶ୍ୱାସ ରଖି
    ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧର୍ମ ବଳିଦାନ ଉତ୍ସର୍ଗ କର।

ଅନେକ ଲୋକ କହନ୍ତି, “କିଏ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ଉତ୍ତମତା ଦେଖାଇ ପାରିବ?
    ହେ ସଦାପ୍ରଭୁ ତୁମ୍ଭେ ତୁମ୍ଭର ତେଜ ପ୍ରକାଶ ମୁଖକୁ ଆମ୍ଭମାନଙ୍କୁ ଦେଖାଅ।”
ହେ ସଦାପ୍ରଭୁ, ତୁମ୍ଭେ ମୋତେ ବହୁ ଭାବରେ ଅତି ଆନନ୍ଦ ପ୍ରଦାନ କରି ସୁଖୀ କରିଛ।
ମୁଁ ବର୍ତ୍ତମାନ ବହୁତ ଖୁସୀ।
ଫସଲ ଅମଳ ସମୟଠାରୁ, ଯେତେବେଳେ ଆମ୍ଭେ ଶସ୍ୟଅମଳ କରୁ, ଦ୍ରାକ୍ଷାରସ ଉତ୍ପାଦନ କରୁ,
ସେତେବେଳେ ଆମ୍ଭେ ଆନନ୍ଦରେ ଏହାକୁ ପର୍ବ ଭାବରେ ପାଳନ କରୁ।
ମୁଁ ବିଛଣାରେ ଶାନ୍ତିରେ ଶୟନ କରେ,
    କାରଣ ହେ ସଦାପ୍ରଭୁ ତୁମ୍ଭେ ମୋତେ ରକ୍ଷାକରି ନିରାପଦରେ ଶୋଇବାକୁ ସୁଯୋଗ ଦେଇଛ।

ପ୍ରଧାନ ବୀଣା ବାଦକଙ୍କ ଉଦ୍ଦେଶ୍ୟରେ ଦାଉଦଙ୍କର ଗୀତ।

ହେ ସଦାପ୍ରଭୁ ମୋର କଥା ଶୁଣନ୍ତୁ।
    ବୁଝିବାକୁ ଚେଷ୍ଟା କରନ୍ତୁ ମୁଁ କ’ଣ କରିବାକୁ ଗ୍ଭହୁଁଛି।
ହେ ମୋର ପରମେଶ୍ୱର ଓ ରାଜା
    ମୋର ପ୍ରାର୍ଥନା ଶୁଣ।
ପ୍ରତିଦିନ ସକାଳେ ହେ ସଦାପ୍ରଭୁ, ମୋର ରବ ଶୁଣ,
    ମୁଁ ତୁମ୍ଭ ଉଦ୍ଦେଶ୍ୟରେ ଆପଣା ପ୍ରାର୍ଥନା ସଜାଏ
ଏବଂ ପ୍ରତିଦିନ ସକାଳେ ତୁମ୍ଭେ ମୋର ପ୍ରାର୍ଥନା ଶୁଣ।

ହେ ପରମେଶ୍ୱର, ତୁମ୍ଭେ କେବେ ମନ୍ଦକାର୍ଯ୍ୟ ପସନ୍ଦ କର ନାହିଁ।
    କାରଣ ମନ୍ଦକାର୍ଯ୍ୟ ସହ ତୁମ୍ଭର କୌଣସି ସମ୍ପର୍କ ନାହିଁ।
ଗର୍ବୀମାନେ କେବେ ତୁମ୍ଭ ନିକଟକୁ ଆସି ପାରିବେ ନାହିଁ।
    ଯେଉଁମାନେ ମନ୍ଦକାର୍ଯ୍ୟ କରନ୍ତି ତୁମ୍ଭେ ସେମାନଙ୍କୁ ଘୃଣା କର।
ଯେଉଁମାନେ ମିଥ୍ୟା କହନ୍ତି, ତୁମ୍ଭେ ସେମାନଙ୍କୁ ବିନାଶ କରିବ।
    ତୁମ୍ଭେ ସେହି ଲୋକମାନଙ୍କୁ ଘୃଣା କର, ଯେଉଁମାନେ ଅନ୍ୟ ଲୋକମାନଙ୍କୁ ଆଘାତ କରିବାକୁ ଗୋପନରେ ଷଡ଼ଯନ୍ତ୍ର କରନ୍ତି।

କିନ୍ତୁ ସଦାପ୍ରଭୁ ତୁମ୍ଭର ଅସୀମ କରୁଣା ଯୋଗୁଁ,
ମୁଁ ନିଶ୍ଚୟ ତୁମ୍ଭ ପବିତ୍ର ମନ୍ଦିରରେ ପହଞ୍ଚିବି।
    ମୁଁ ନତମସ୍ତକରେ ତୁମ୍ଭର ସେହି ପବିତ୍ର ମନ୍ଦିରରେ ତୁମ୍ଭକୁ ଭୟ ଭକ୍ତି ଓ ସମ୍ମାନର ସହିତ ଉପାସନା କରିବି।
ହେ ସଦାପ୍ରଭୁ ମୋତେ ତୁମ୍ଭର ଧର୍ମ ପଥରେ ପ୍ରଦର୍ଶନ କର।
ଲୋକମାନେ ମୋର ଦୁର୍ବଳତାକୁ ଗ୍ଭହିଁ ବସିଛନ୍ତି।
    ତେଣୁ ମୋତେ ଉଚିତ୍ ମାର୍ଗ ପ୍ରଦର୍ଶନ କରି ଧର୍ମ ପଥରେ କଢ଼ାଇ ନିଅ,
    ଓ ମୋର ପଥକୁ ସରଳ କର।
ସେହି ଲୋକମାନେ କେବେ ସତ୍ୟ କଥା କହନ୍ତି ନାହିଁ।
    ସେମାନେ ସବୁ ମିଥ୍ୟାବାଦୀ, ସତ୍ୟକୁ ଗୋପନ ରଖନ୍ତି।
ସେମାନଙ୍କର ପାଟି ଏକ କବର ସ୍ୱରୂପ।
    ଓ ସେମାନଙ୍କ ଉଦ୍ଦେଶ୍ୟ ହେଲା ଅନ୍ୟ ଲୋକଙ୍କୁ ଫାନ୍ଦରେ ପକାଇବା, ସେମାନେ ଅନାବୃତ ମଧୁର କଥା କହି ଲୋକଙ୍କୁ ବିପଥଗାମୀ କରନ୍ତି।
10 ହେ ପରମେଶ୍ୱର ସେମାନଙ୍କୁ ଶାସ୍ତି ଦିଅ।
    ସେମାନେ ବାନ୍ଧିଥିବା ଫାଶରେ ସେମାନଙ୍କୁ ପକାଇ ଦିଅ।
ସେମାନେ ତୁମ୍ଭର ବିରୁଦ୍ଧାଚରଣ କରିଛନ୍ତି,
    ତେଣୁ ସେମାନଙ୍କର ଅନେକ ଅପରାଧ ପାଇଁ ସେମାନଙ୍କୁ ଶାସ୍ତି ବିଧାନ କର।
11 କିନ୍ତୁ ଯେଉଁମାନେ ପରମେଶ୍ୱରଙ୍କ ଉପରେ ବିଶ୍ୱାସ ରଖନ୍ତି, ସେମାନେ ସୁଖରେ ରୁହନ୍ତି ଏବଂ ସେମାନେ ଚିରଦିନ ପାଇଁ ସୁଖରେ ରୁହନ୍ତି।
    ପରମେଶ୍ୱର ତୁମ୍ଭେ ଆପଣା ଲୋକମାନଙ୍କୁ ରକ୍ଷା କର ଏବଂ ଯେଉଁମାନେ ତୁମ୍ଭର ନାମର ପ୍ରଶଂସା କରନ୍ତି, ସେମାନଙ୍କୁ ଅଧିକ ଶକ୍ତି ପ୍ରଦାନ କର।
12 ହେ ସଦାପ୍ରଭୁ ଯେତେବେଳେ ତୁମ୍ଭେ ଧାର୍ମିକ ଲୋକମାନଙ୍କୁ ଆନନ୍ଦ ପ୍ରଦାନ କର,
    ତୁମ୍ଭେ ସେମାନଙ୍କୁ ବିରାଟ ଢାଲ ସଦୃଶ ସମସ୍ତ କୁକାର୍ଯ୍ୟରୁ ରକ୍ଷା କର।

ପ୍ରଧାନ ବାଦ୍ୟକର ଉଦ୍ଦେଶ୍ୟରେ ତାରଯୁକ୍ତ ଯନ୍ତ୍ରରେ ଶିମିନୀତ ସ୍ୱରରେ ଦାଉଦଙ୍କର ଗୀତ।

ହେ ସଦାପ୍ରଭୁ, ତୁମ୍ଭେ କ୍ରୋଧିତ ହୋଇ ମୋତେ ଦଣ୍ଡିତ କର ନାହିଁ।
    ତୁମ୍ଭେ ବିରକ୍ତ ହୋଇ ମୋତେ ଦଣ୍ଡ ଦିଅ ନାହିଁ।
ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର।
    ମୁଁ ରୁ‌‌ଗ୍‌‌ଣ ଓ ଦୁର୍ବଳ।
ମୋତେ ସୁସ୍ଥ କର
    କାରଣ ମୋର ଅସ୍ଥିସବୁ କମ୍ପିତ ହେଉଅଛି।
    ମୋର ସମଗ୍ର ଶରୀର କମ୍ପୁଅଛି।
ହେ ସଦାପ୍ରଭୁ, ଆଉ କେତେ କାଳ ପରେ ତୁମ୍ଭେ ମୋତେ ସୁସ୍ଥ କରିବ।
ହେ ସଦାପ୍ରଭୁ, ତୁମ୍ଭେ ଫେରି ଆସ ଓ ମୋତେ ପୁନର୍ବାର ଅଧିକ ବଳଶାଳୀ କର।
    ତୁମ୍ଭେ ଅତ୍ୟନ୍ତ କରୁଣାରେ ମୋତେ ଉଦ୍ଧାର କର।
ମୃତ ଲୋକମାନେ ତୁମ୍ଭକୁ ସେମାନଙ୍କର କବରରେ କେବେ ମନେ ପକାନ୍ତି ନାହିଁ।
    ମୃତମାନେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ।
    ସେଥିପାଇଁ ମୋତେ ରକ୍ଷା କର।

ହେ ସଦାପ୍ରଭୁ,
    ସାରା ରାତି ମୁଁ ତୁମ୍ଭକୁ ପ୍ରାର୍ଥନା କଲି।
ମୋର ବିଛଣା ମୋର ଲୁହରେ ଭିଜିଗଲା।
    ମୁଁ ଅତି ଦୁର୍ବଳ ତୁମ୍ଭକୁ କାକୁତ୍ତି କରି ଜଣାଉଛି।
ମୋର ଶତ୍ରୁମାନେ ମୋତେ ବହୁତ ଦୁଃଖ ଦେଇଛନ୍ତି, ଯାହାକି ମୋତେ ବହୁତ ଦୁଃଖୀ କରିଛି।
    ବର୍ତ୍ତମାନ ମୋର ଚକ୍ଷୁଦ୍ୱୟ ବହୁତ କ୍ରନ୍ଦନ କରିଥିବା ଯୋଗୁଁ କ୍ଷୀଣ।

ହେ ଅଧର୍ମୀ ଲୋକସବୁ, ମୋ’ ନିକଟରୁ ଦୂର ହୋଇଯାଅ।
    କାରଣ ସଦାପ୍ରଭୁ ମୋର କ୍ରନ୍ଦନ ଶୁଣିଛନ୍ତି।
ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣିଛନ୍ତି।
ସଦାପ୍ରଭୁ ମୋର ପ୍ରାର୍ଥନାକୁ ଗ୍ରହଣ କରିଛନ୍ତି ଓ ମୋର ପ୍ରାର୍ଥନାର ଉତ୍ତର ମଧ୍ୟ ଦେଇଛନ୍ତି।

10 ମୋର ସମସ୍ତ ଶତ୍ରୁମାନେ ଲଜ୍ଜିତ ଓ ବ୍ୟାକୁଳ ହେବେ।
    ଓ ସେମାନେ ସମସ୍ତେ ଲଜ୍ଜିତ ହୋଇ ଏ ସ୍ଥାନ ପରିତ୍ୟାଗ କରିବେ।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 17:16-34

ଆଥୀନୀ ନଗରରେ ପାଉଲ

16 ପାଉଲ ଆଥୀନୀ ନଗରରେ ଶୀଲା ଓ ତୀମଥିଙ୍କୁ ଅପେକ୍ଷା କରିଥା’ନ୍ତି। ନଗର ସାରା ମୂର୍ତ୍ତିଗୁଡ଼ିକରେ ପୂର୍ଣ୍ଣ ହୋଇଥିବାର ଦେଖି ସେ ହୃଦୟରେ ଅତି ମାତ୍ରାରେ ବିବ୍ରତ ହୋଇ ପଡ଼ିଲେ। 17 ତେଣୁ ସତ୍ୟ ପରମେଶ୍ୱରଙ୍କୁ ଉପାସନା କରୁଥିବା ଯିହୂଦୀୟ ଓ ଗ୍ରୀକ୍ ଲୋକମାନଙ୍କ ସହିତ ସେ ସମାଜଗୃହ ଏବଂ ବଜାରକୁ ଆସୁଥିବା ଲୋକମାନଙ୍କ ସହିତ ସେ ପ୍ରତିଦିନ କଥାବାର୍ତ୍ତା କଲେ। 18 ତେଣୁ କେତେକ ଏପିକୂରୀୟ ଓ ସ୍ତୋୟିକ ଦାର୍ଶନିକମାନେ ତାହାଙ୍କ ସହିତ ଯୁକ୍ତିତର୍କ କଲେ।

ସେମାନଙ୍କ ଭିତରୁ କେତେକ କହିଲେ, “ଏ ଲୋକଟି କ’ଣ କହୁଛି ତାହା ସେ ଜାଣେ ନାହିଁ?” ପାଉଲ ସେମାନଙ୍କୁ ଯୀଶୁଙ୍କ ମୃତ୍ୟୁରୁ ପୁନରୁ‌‌ତ୍‌‌ଥାନ ସୁସମାଗ୍ଭର ସମ୍ବନ୍ଧରେ କହୁଥିଲେ। ଅନ୍ୟମାନେ କହିଲେ, “ଦେଖ, ଏ ଲୋକଟି କୌଣସି ବିଦେଶୀ ଦେବାଦେବୀଙ୍କ ବିଷୟରେ କହୁଛି। ସେମାନେ ଏପରି କହିଲେ, କାରଣ ପାଉଲ ଯୀଶୁ ଓ ତାହାଙ୍କର ମୃତ୍ୟୁରୁ ପୁନର୍ଜୀବିତ ହୋଇ ଉଠିବା କଥା ପ୍ରଗ୍ଭର କରୁଥିଲେ।”

19 ସେମାନେ ପାଉଲଙ୍କୁ ଆରୟପାଗ ସଭା ପାଖକୁ ନେଇଗଲେ। ସେମାନେ ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ ଉପଦେଶ ଦେଉଥିବା ଏହି ନୂଆ ଶିକ୍ଷା କ’ଣ, ତାହା ଆମ୍ଭେ ଜାଣି ପାରିବୁ କି? 20 ତୁମ୍ଭେ ଆମ୍ଭ ନିକଟରେ କେତେକ ଅଦ୍‌ଭୂତ ବିଗ୍ଭରମାନ ଉପସ୍ଥାପିତ କରୁଛ ଓ ଆମ୍ଭେମାନେ ସେଗୁଡ଼ିକ କ’ଣ ତାହା ଜାଣିବାକୁ ଗ୍ଭହୁଁ।” 21 ଆଥୀନୀୟ ବାସିନ୍ଦାମାନେ ଓ ସେଠାରେ ରହୁଥିବା ବିଦେଶୀ ଲୋକମାନେ କିଛି କାର୍ଯ୍ୟ ନ କରି କେବଳ ନୂତନ ବିଷୟମାନ ଶୁଣିବାରେ ଓ କଥା କହିବାରେ ସମୟ କାଟୁଥିଲେ।

22 ପାଉଲ ଆରୟପାଗ ସଭାର ସାମନାରେ ଠିଆ ହୋଇ କହିଲେ, “ହେ ଆଥୀନୀୟ ଲୋକମାନେ, ମୁଁ ଦେଖୁଛି, ତୁମ୍ଭେମାନେ ସବୁ ବିଷୟରେ ଅତି ଧାର୍ମିକ। 23 ମୁଁ ନଗରର ଗ୍ଭରିପାଖରେ ଭ୍ରମଣ କରି, ତୁମ୍ଭମାନଙ୍କର ପୂଜା କରୁଥିବା ବସ୍ତୁମାନ ଦେଖିଲି। ମୁଁ ଗୋଟିଏ ବେଦୀ ଦେଖିଲି ଯାହା ଉପରେ ଲେଖାଥିଲା, ‘ ଏକ ଈଶ୍ୱର ଯାହାଙ୍କୁ ଆମ୍ଭେ ଜାଣି ନାହୁଁ।’ ତେଣୁ ତୁମ୍ଭେମାନେ ନ ଜାଣି ଯାହା ପୂଜା କରୁଛ, ମୁଁ ତାହାଙ୍କୁ ତୁମ୍ଭମାନଙ୍କ ଆଗରେ ପ୍ରଗ୍ଭର କରୁଛି।

24 “ପରମେଶ୍ୱର ଏ ପୃଥିବୀରେ ଓ ଏଥିରେ ଥିବା ସମସ୍ତ ବସ୍ତୁର କର୍ତ୍ତା। ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହୋଇ ଥିବାରୁ ସେ ମଣିଷ ନିର୍ମିତ ମନ୍ଦିର ଗୁଡ଼ିକରେ ରୁହନ୍ତି ନାହିଁ। 25 ସେ ପରମେଶ୍ୱର ଜୀବନ ଓ ପ୍ରାଣବାୟୁ ପ୍ରଦାନ କରନ୍ତି। ସେ ମନୁଷ୍ୟମାନଙ୍କର ସାହାଯ୍ୟ ଲୋଡ଼ନ୍ତି ନାହିଁ। ତାହାଙ୍କର କୌଣସି ଅଭାବ ନାହିଁ। 26 ପରମେଶ୍ୱର ଗୋଟିଏ ମନୁଷ୍ୟଠାରୁ ସମୁଦାୟ ମନୁଷ୍ୟ ଜାତିକୁ ତିଆରି କରିଛନ୍ତି। ସେଥିପାଇଁ ସେମାନେ ପୃଥିବୀର ସର୍ବତ୍ର ରହନ୍ତି। ସେ ସେମାନଙ୍କ ପାଇଁ ପୂର୍ବରୁ ନିର୍ଦ୍ଧାରିତ ସମୟ ଓ ସ୍ଥାନର ସୀମା ମଧ୍ୟ ସ୍ଥିର କରିଛନ୍ତି,

27 “ଯେପରି ସେମାନେ ପରମେଶ୍ୱରଙ୍କୁ ଖୋଜି ପାଇ ପାରିବେ। ସେମାନେ ତାହାଙ୍କ ନିକଟକୁ ଯାଇ ତାହାଙ୍କୁ ପାଇବା ପାଇଁ ଚେଷ୍ଟା କରି ପାରନ୍ତି ଯଦ୍ୟପି ସେ ଆମ୍ଭମାନଙ୍କ ମଧ୍ୟରୁ କାହାରିଠାରୁ ଦୂରରେ ନାହାନ୍ତି। 28 ‘କାରଣ ଆମ୍ଭେ ତାହାଙ୍କ ସହିତ ବାସ କରୁ, ତାହାଙ୍କ ସହିତ ଗତି କରୁ ଓ ତାହାଙ୍କଠାରେ ଆମ୍ଭର ଅସ୍ତିତ୍ୱ ଅଛି।’ତୁମ୍ଭମାନଙ୍କ ମଧ୍ୟରୁ କେତେକ କବି ମଧ୍ୟ ଏହା କହିଛନ୍ତି ଯେ,‘ଆମ୍ଭେମାନେ ତାହାଙ୍କର ସନ୍ତାନ।’

29 “ଯେହେତୁ ଆମ୍ଭେମାନେ ପରମେଶ୍ୱରଙ୍କ ସନ୍ତାନ ତେଣୁ ଆମ୍ଭେମାନେ ପରମେଶ୍ୱରଙ୍କୁ ମନୁଷ୍ୟର କୌଶଳ ଓ କଳ୍ପନାରେ ତିଆରି ପ୍ରତିମା ବୋଲି ଭାବିବା ନାହିଁ, ବା ସୁନା କି ରୂପା କି ପଥର ବୋଲି ମଧ୍ୟ ଭାବିବା ନାହିଁ। 30 ପୂର୍ବରୁ ପରମେଶ୍ୱର ଲୋକମାନଙ୍କର ଏହି ନିର୍ବୋଧତା ଉପେକ୍ଷା କରିଥିଲେ। ମାତ୍ର ବର୍ତ୍ତମାନ ସେ ସାରା ପୃଥିବୀର ଲୋକମାନଙ୍କୁ ଅନୁତାପ କରି ଫେରି ଆସିବା ପାଇଁ ଆଦେଶ ଦିଅନ୍ତି। 31 ସେ ଜଣଙ୍କୁ ନ୍ୟାୟ ବିଗ୍ଭର ପାଇଁ ନିଯୁକ୍ତି ଦେଇଛନ୍ତି। ସେ ଗୋଟିଏ ଦିନ ସ୍ଥିର କରିଛନ୍ତି, ଯେଉଁଦିନ ସେହି ସମଗ୍ର ବିଶ୍ୱକୁ ତାହାଙ୍କ ଦ୍ୱାରା ନ୍ୟାୟ ସହିତ ବିଗ୍ଭର କରିବେ। ସେ ପ୍ରତ୍ୟେକଙ୍କ ଆଗରେ ଯୀଶୁଙ୍କର ମୃତ୍ୟୁରୁ ବଞ୍ଚି ଉଠିବା କଥାର ପ୍ରମାଣ ଦେଇଛନ୍ତି।”

32 ଯେତେବେଳେ ସେମାନେ ଯୀଶୁ ମୃତ୍ୟୁରୁ ପୁନର୍ଜୀବିତ ହୋଇଥିବା ବିଷୟରେ ଶୁଣିଲେ, ସେମାନଙ୍କ ଭିତରୁ କେତେଜଣ ତାହାଙ୍କୁ ଉପହାସ କଲେ। ଆଉ କେତେକ କହିଲେ, “ଆମ୍ଭେ ପରେ ଏ ବିଷୟରେ ତୁମ୍ଭଠାରୁ ଶୁଣିବୁ।” 33 ତେଣୁ ପାଉଲ ସେମାନଙ୍କୁ ଛାଡ଼ି ଗ୍ଭଲିଗଲେ। 34 କେତେକ ଲୋକ ପାଉଲଙ୍କ ସହିତ ଯୋଗଦାନ କଲେ ଓ ବିଶ୍ୱାସ କଲେ। ସେମାନଙ୍କ ଭିତରେ ଆରୟପାଗୀୟ ସଭାର ସଦସ୍ୟ ଦିୟସୂସିୟ ଓ ଦାମାରି ନାମକ ଜଣେ ସ୍ତ୍ରୀଲୋକ ଓ ଅନ୍ୟମାନେ ମଧ୍ୟ ଥିଲେ।

Oriya Bible: Easy-to-Read Version (ERV-OR)

2010 by World Bible Translation Center