Print Page Options
Previous Prev Day Next DayNext

Old/New Testament

Each day includes a passage from both the Old Testament and New Testament.
Duration: 365 days
Oriya Bible: Easy-to-Read Version (ERV-OR)
Version
ଗୀତସଂହିତା 7-9

ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାଉଦଙ୍କର ଏହି ଗୀତ, ଏହି ଗୀତଟି ଶିଗାୟୋନ ଯିଏକି କୂଶଙ୍କର ପୁତ୍ର ଏବଂ ବିନ୍ୟାମୀନୀୟ ପରିବାରର ଅନ୍ତର୍ଭୁକ୍ତ।

ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଛି।
    ମୋ’ ପଛରେ ଗୋଡ଼ାଇଥିବା ଲୋକମାନଙ୍କଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର।
ତୁମ୍ଭେ ଯଦି ମୋତେ ସାହାଯ୍ୟ ନ କର ଶେଷରେ ସିଂହ ଦ୍ୱାରା ଧରା ପଡ଼ିଥିବା ପଶୁଟି ପରି ମୋର ଅବସ୍ଥା ହେବ।
    ମୋତେ ସେମାନେ ବୋହି ନେଇଯିବେ।
    ସେତେବେଳେ କେହି ମୋତେ ରକ୍ଷା କରିବାକୁ ନ ଥିବେ।

ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ କିଛି ଭୁଲ୍ କରି ନାହିଁ।
ମୁଁ ପ୍ରତିଜ୍ଞା କରି କହିପାରେ ମୁଁ କିଛି କୁକର୍ମ କରି ନାହିଁ।
ଯେବେ ମୋର ବନ୍ଧୁମାନଙ୍କ ପ୍ରତି ମୁଁ ଭୁଲ୍ କରିଥାଏ,
    ମାତ୍ର ବିନା କାରଣରେ ଯେ ମୋର ବିପକ୍ଷ ମୁଁ ତାଙ୍କୁ ରକ୍ଷା କରିବି।
ଏହା ଯଦି ସତ୍ୟ ନୁହେଁ ତାହାହେଲେ ମୋତେ ଶାସ୍ତି ଦିଅ।
    ମୋର ଶତ୍ରୁ ମୋ’ ପଛରେ ଗୋଡ଼ାଇ ମୋତେ ଧରି ମାରି ଦେଉ।
    ମୋର ଜୀବନକୁ ଭୂମିରେ ଦଳି ପକାଉ।
    ମୋର ଆତ୍ମାକୁ ତଥା ଗୌରବକୁ ଧୂଳିସାତ୍ କରୁ।

ହେ ସଦାପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ ଓ ତୁମ୍ଭର କ୍ରୋଧ ପ୍ରକାଶ କର।
    ମୋର ଶତ୍ରୁମାନେ କ୍ରୋଧିତ ତେଣୁ ସେମାନଙ୍କ ସମ୍ମୁଖରେ ରହି ସେମାନଙ୍କ ବିରୁଦ୍ଧରେ ସଂଗ୍ରାମ କର।
    ହେ ସଦାପ୍ରଭୁ, ମୋ’ ପକ୍ଷରେ ଜାଗ୍ରତ ହୁଅ ଓ ନ୍ୟାୟ ବିଗ୍ଭର କର।
ହେ ସଦାପ୍ରଭୁ, ଲୋକମାନଙ୍କର ବିଗ୍ଭର କର।
    ଯେଉଁମାନେ କି ତୁମ୍ଭ ରାଜ୍ୟର ଚତୁର୍ଦ୍ଦିଗରେ ଏକତ୍ରିତ ହୋଇଛନ୍ତି।
ହେ ସଦାପ୍ରଭୁ ଲୋକମାନଙ୍କର ବିଗ୍ଭର କର।
    ମୋର ମଧ୍ୟ ବିଗ୍ଭର କର।
    ପ୍ରମାଣ କର ମୁଁ ଯାହା କହୁଛି ତାହା ଠିକ୍।
    ପ୍ରମାଣ କର ଯେ ମୁଁ ନିରପରାଧ।
ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ।
    ସାଧୁ ସନ୍ଥ ଲୋକଙ୍କୁ ସାହାଯ୍ୟ କର।
ହେ ପରମେଶ୍ୱର ତୁମ୍ଭେ ଅତ୍ୟନ୍ତ ମହାନ
    ଏବଂ ଲୋକଙ୍କ ହୃଦୟକୁ ସହଜରେ ଚିହ୍ନିପାର।

10 ପରମେଶ୍ୱର ସବୁବେଳେ ଯଥାର୍ଥ ହୃଦୟ ବ୍ୟକ୍ତିମାନଙ୍କୁ ସାହାଯ୍ୟ କରନ୍ତି,
    ତେଣୁ ପରମେଶ୍ୱର ମୋତେ ନିଶ୍ଚୟ ରକ୍ଷା କରିବେ।
11 ପରମେଶ୍ୱର ହେଉଛନ୍ତି ଧର୍ମମୟ ବିଗ୍ଭରକର୍ତ୍ତା।
    ସେ ସବୁବେଳେ ଦୁଷ୍ଟମାନଙ୍କର କାର୍ଯ୍ୟ ପାଇଁ କ୍ରୋଧ କରନ୍ତି।
12 ଯଦି ପରମେଶ୍ୱର କୌଣସି ନିଷ୍ପତ୍ତି ନିଅନ୍ତି ସେ ସହଜରେ ତାଙ୍କ ମନ ପରିବର୍ତ୍ତନ କରନ୍ତି ନାହିଁ।
13     ପରମେଶ୍ୱର ସବୁବେଳେ ଦୁଷ୍ଟମାନଙ୍କୁ ଦଣ୍ଡ ଦେବାକୁ ପ୍ରସ୍ତୁତ ଥା’ନ୍ତି।

14 କିଛି ଲୋକ ସବୁବେଳେ ମନ୍ଦ ଯୋଜନାରେ ବ୍ୟସ୍ତ ଥା’ନ୍ତି।
    ସେମାନେ ଗୋପନ ଯୋଜନା କରନ୍ତି ଓ ମିଥ୍ୟା ମଧ୍ୟ କହନ୍ତି।
15 ସେମାନେ ସବୁବେଳେ ଅନ୍ୟକୁ ଆଘାତ ଦେଇ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି।
    କିନ୍ତୁ ଶେଷରେ ସେମାନେ ନିଜ ଯନ୍ତାରେ ପଡ଼ି ଆଘାତ ପାଇବେ।
16 ସେମାନେ ନିଶ୍ଚୟ ଦଣ୍ଡ ପାଇବେ।
    ସେମାନେ ଅନ୍ୟ ଲୋକମାନଙ୍କ ପ୍ରତି ନିଷ୍ଠୁର ବ୍ୟବହାର ପ୍ରଦର୍ଶନ କରନ୍ତି।
    କିନ୍ତୁ ସେମାନେ ନିଜର ଦୌରାତ୍ମ୍ୟ ପାଇଁ ନିଜେ ହିଁ ଦଣ୍ଡ ପାଇବେ।

17 ମୁଁ ସଦାପ୍ରଭୁଙ୍କର ଧନ୍ୟବାଦ କରିବି କାରଣ ସେ ମହାନ।
    ମୁଁ ସର୍ବୋପରିସ୍ଥ ସଦାପ୍ରଭୁଙ୍କର ନାମରେ ପ୍ରଶଂସା ଗାନ କରିବି।

ପ୍ରଧାନ ବାଦ୍ୟକର ନିମନ୍ତେ ଯିଏକି ଗୀତ୍ତୀତ୍ ସ୍ୱରରେ ଗାନ କରେ। ଦାଉଦଙ୍କର ଏକ ଗୀତ।

ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ତୁମ୍ଭର ନାମ ଏ ପୃଥିବୀରେ ସବୁଠାରୁ ଆଶ୍ଚର୍ଯ୍ୟଜନକ ଓ ପ୍ରଶଂସାଯୁକ୍ତ।
    ତୁମ୍ଭର ନାମ ସ୍ୱର୍ଗରେ ମଧ୍ୟ ପ୍ରଶଂସା ଯୋଗ୍ୟ ଅଟେ।

ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କର ମୁହଁ ବନ୍ଦ କରିବାକୁ
    ଶିଶୁ ଓ ପିଲାମାନଙ୍କ କଣ୍ଠରେ ଶକ୍ତିଶାଳୀ ଗୀତ ପ୍ରଦାନ କରିଅଛି।

ହେ ସଦାପ୍ରଭୁ, ମୋ’ ଉପରେ ଥିବା ସ୍ୱର୍ଗକୁ ଗ୍ଭହିଁଲେ ତାହା ତୁମ୍ଭ ଅଙ୍ଗୁଳି ଦ୍ୱାରା ନିର୍ମିତ ବୋଲି ଜଣାପଡ଼େ।
    ମୁଁ ସେହି ଆକାଶରେ ତୁମ୍ଭ ସୃଷ୍ଟି ଚନ୍ଦ୍ର ଓ ନକ୍ଷତ୍ରଗଣଙ୍କୁ ଦେଖେ ଓ ଆଶ୍ଚର୍ଯ୍ୟ ହୁଏ।
“କାହିଁକି ତୁମ୍ଭେ ମନୁଷ୍ୟମାନଙ୍କୁ ଏତେ ପ୍ରାଧାନ୍ୟ ଦିଅ?
କାହିଁକି ତୁମ୍ଭେ ସେମାନଙ୍କର କ୍ଷତ ନିଅ?
    କାହିଁକି ତୁମ୍ଭେ ସେମାନଙ୍କୁ ଏତେ ଦୃଷ୍ଟି ଦିଅ?”

କିନ୍ତୁ ଲୋକମାନେ ତୁମ୍ଭ ପାଇଁ ମହତ୍ତ୍ୱପୂର୍ଣ୍ଣ, ପରମେଶ୍ୱର ତୁମ୍ଭେ ଲୋକମାନଙ୍କୁ ସୃଷ୍ଟି କରିଛ
    ଓ ସେମାନଙ୍କୁ ଗୌରବ ଓ କୀର୍ତ୍ତିରେ ମୁକୁଟ ମଣ୍ଡିତ କରିଛ।
ତୁମ୍ଭେ ଆପଣା ହସ୍ତରେ ତିଆରି କରୁଥିବା ସମସ୍ତ ବସ୍ତୁରେ ସେହି ଲୋକମାନଙ୍କୁ ଅଧିଷ୍ଠିତ କରିଛ।
    ତୁମ୍ଭେ ସବୁ ସେହିମାନଙ୍କ ନିୟନ୍ତ୍ରଣରେ ଛାଡ଼ି ଦେଇଛ।
ଗୋରୁଗାଈ ଓ ସମସ୍ତ ବଣୁଆ ପଶୁଗଣ।
ଆକାଶର ଉଡ଼ୁଥିବା ପକ୍ଷୀମାନେ
    ଓ ସମୁଦ୍ରର ମାଛମାନେ ମଧ୍ୟ ଅଛନ୍ତି।
ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ଏହି ପୃଥିବୀରେ ତୁମ୍ଭର ନାମ ସବୁଠାରେ ମହିମାନ୍ୱିତ।

ପ୍ରଧାନ ବାଦ୍ୟକର ନିମନ୍ତେ ବେ‌‌ନ୍‌‌ର ମୂତ୍-ଲବ୍ବନ୍ ସ୍ୱରରେ ଦାଉଦଙ୍କର ଗୀତ।

ମୁଁ ଅନ୍ତରର ସହିତ ସଦାପ୍ରଭୁଙ୍କୁ ପ୍ରଶଂସା କରେ।
    ହେ ସଦାପ୍ରଭୁ ତୁମ୍ଭ ସୃଷ୍ଟିର ସମସ୍ତ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ ସମ୍ପର୍କରେ ମୁଁ ବର୍ଣ୍ଣନା କରିବି।
ତୁମ୍ଭେ ମୋତେ ଅତି ଆନନ୍ଦ ଦେଇଛ।
    ହେ ସର୍ବୋପରିସ୍ଥ ପରମେଶ୍ୱର, ମୁଁ ଶତମୁଖରେ ତୁମ୍ଭର ପ୍ରଶଂସା ଗାନ କରିବି।
ଯେତେବେଳେ ସେମାନେ ମୋ’ଠାରୁ ଦୌଡ଼ି ପଳାଇବା ପାଇଁ ବୁଲି ପଡ଼ିଲେ,
    ମୋର ଶତ୍ରୁମାନେ ତୁମ୍ଭ ସାକ୍ଷାତରେ ଧ୍ୱଂସ ହେଲେ।

ତୁମ୍ଭେ ହେଉଛ ସବୁଠାରୁ ବିଗ୍ଭରବନ୍ତ।
ତୁମ୍ଭେ ସିଂହାସନରେ ବିଗ୍ଭରପତିର ଆସନ ଅଳଙ୍କୃତ କରି ବସୁଛ।
    ହେ ସଦାପ୍ରଭୁ, ତୁମ୍ଭେ ମୋ’ କଥା କର୍ଣ୍ଣପାତ କଲ ଓ ତା’ପରେ ମୋ’ ପାଇଁ ନିଷ୍ପତ୍ତି ନେଲ।
ତୁମ୍ଭେ ସେହି ଅନ୍ୟ ଲୋକମାନଙ୍କୁ ସମାଲୋଚନା କରିଛ।
    ହେ ସଦାପ୍ରଭୁ, ତୁମ୍ଭେ ସେହି ଦୁଷ୍ଟ ଲୋକଙ୍କୁ ମଧ୍ୟ ଧ୍ୱଂସ କରିଛ।
    ତୁମ୍ଭେ ସେହି ମାନଙ୍କର ନାମ ସବୁଦିନ ପାଇଁ ନିଶ୍ଚିହ୍ନ କରିଦେଇଛ।
    ଆଜି ସେହିମାନଙ୍କ ମଧ୍ୟରୁ କେହି ଜୀବିତ ନାହାନ୍ତି।
ଶତ୍ରୁମାନେ ନିଶ୍ଚିହ୍ନ ହୋଇଛନ୍ତି।
    ହେ ସଦାପ୍ରଭୁ ତୁମ୍ଭେ ସେମାନଙ୍କର ନଗରକୁ ଧ୍ୱଂସ କରିଛ।
    ବର୍ତ୍ତମାନ କେବଳ ଭଙ୍ଗା ଅଟ୍ଟାଳିକାର ଧ୍ୱଂସାବଶେଷ ବିଦ୍ୟମାନ।
    ଆଜି ସେମାନଙ୍କୁ ମନେ ପକାଇବା ପାଇଁ କିଛି ଅବଶେଷ ବାକିରହି ନାହିଁ।

କିନ୍ତୁ ସଦାପ୍ରଭୁ ଚିରକାଳ ରାଜାରୂପେ ବିଦ୍ୟମାନ,
    ସେ ତାହଙ୍କର ରାଜ୍ୟକୁ ଶକ୍ତିଶାଳୀ କରନ୍ତି।
    ସେ ଏହି ପୃଥିବୀର ମଙ୍ଗଳ କରନ୍ତି।
ସଦାପ୍ରଭୁ ଏ ପୃଥିବୀର ସବୁ ମଣିଷ ପ୍ରତି ସମାନ ବିଗ୍ଭର ପ୍ରଦର୍ଶନ କରନ୍ତି।
    ସେ ସବୁ ରାଜ୍ୟମାନଙ୍କ ପ୍ରତି ସମାନ ନ୍ୟାୟ ପ୍ରଦାନ କରନ୍ତି।
କେତେକ ଲୋକ ଦଳିତ ବୋଲି ଅନୁଭବ କରନ୍ତି
    କାରଣ ସେମାନେ ଗରିବ ଏବଂ ସେମାନଙ୍କର ଅସୁବିଧା ଅଛି।
ଯେତେବେଳେ ସେମାନେ ସମସ୍ୟାରେ ପଡ଼ନ୍ତି
    ସଦାପ୍ରଭୁ ସେମାନଙ୍କୁ ନିରାପତ୍ତା ଦିଅନ୍ତି।

10 ଯେଉଁ ଲୋକମାନେ ତୁମ୍ଭର ନାମକୁ ଜାଣନ୍ତି
    ସେମାନେ ତୁମ୍ଭକୁ ବିଶ୍ୱାସ କରିବେ।
ହେ ସଦାପ୍ରଭୁ ଯଦି ଲୋକମାନେ ତୁମ୍ଭ ପାଖକୁ ଆସନ୍ତି
    ତୁମ୍ଭେ ସେମାନଙ୍କୁ ସାହାଯ୍ୟ ନ କରି ଛାଡ଼ିଦିଅ ନାହିଁ।

11 ହେ ସିୟୋନ ନିବାସୀ ତୁମ୍ଭେ ସର୍ବଦା ପରମେଶ୍ୱରଙ୍କର ପ୍ରଶଂସା ଗାନ କର।
    ସେ କରିଥିବା ସମସ୍ତ ମହାନ କାର୍ଯ୍ୟ ରାଜ୍ୟମାନଙ୍କ ଆଗରେ ପ୍ରକାଶ କର।
12 ସଦାପ୍ରଭୁ ତାଙ୍କ ନିକଟକୁ ସାହାଯ୍ୟ ପାଇଁ ଯାଇଥିବା
    ଲୋକମାନଙ୍କୁ ମନେ ରଖନ୍ତି।
ସେହି ଗରିବ ଲୋକମାନେ ସାହାଯ୍ୟ ପାଇଁ ଆକୁଳ ନିବେଦନ କରନ୍ତି
    ଓ ସଦାପ୍ରଭୁ ସେମାନଙ୍କ କଥା ଭୁଲି ପାରନ୍ତି ନାହିଁ।

13 ମୁଁ ଏହି ପ୍ରାର୍ଥନା ପରମେଶ୍ୱରଙ୍କ ନିକଟରେ କରିବି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟାକର।
    ଦେଖ, ମୋର ଶତ୍ରୁମାନେ କିଭଳି ମୋ’ ପଛରେ ମୋତେ ଆଘାତ କରିବାକୁ ଲାଗିଛନ୍ତି।
    ମୋତେ ‘ମୃତ୍ୟୁ ସ୍ଥାନରୁ’ ଉଦ୍ଧାର କର।
14 ତା’ପରେ ଯିରୁଶାଲମର ଫାଟକ ପାଖରେ ଥାଇ ତୁମ୍ଭକୁ ପ୍ରଶଂସା କରି ମୁଁ ଗୀତ ଗାଇବି।
    ମୁଁ ଆଜି ଅତ୍ୟନ୍ତ ଆନନ୍ଦିତ କାରଣ ତୁମ୍ଭେ ମୋତେ ରକ୍ଷା କରିଛ।”

15 ଅନ୍ୟ ରାଜ୍ୟର ସେହି ଲୋକମାନେ ଅନ୍ୟ ଲୋକମାନଙ୍କ ବିରୁଦ୍ଧରେ ଗାଡ଼ ଖୋଳନ୍ତି ଓ ଯନ୍ତା ବସାନ୍ତି।
କିନ୍ତୁ ସେମାନେ ନିଜେ ବସାଇ ଥିବା ଯନ୍ତାରେ ପଡ଼ନ୍ତି।
    ସେହି ଲୋକମାନେ ଅନ୍ୟକୁ ଧରିବା ପାଇଁ ଫାଶ ବସାଇ ଥା’ନ୍ତି କିନ୍ତୁ ଶେଷରେ ସେମାନେ ନିଜେ ସେହି ଜାଲରେ ଧରାପଡ଼ନ୍ତି।
16 ସଦାପ୍ରଭୁ ସେହି ଦୁଷ୍ଟ ଲୋକମାନଙ୍କୁ ଧରିପକାନ୍ତି,
    ଏହା ଦ୍ୱାରା ଲୋକମାନେ ଶିକ୍ଷା କରନ୍ତି ଯେ ସଦାପ୍ରଭୁ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅନ୍ତି।

17 ଯେଉଁମାନେ ପରମେଶ୍ୱରଙ୍କୁ ଭୁଲି ଯାଆନ୍ତି
    ସେମାନେ ମନ୍ଦ ଲୋକ ଅଟନ୍ତି।
    ସେମାନେ ମୃତ୍ୟୁ ସ୍ଥାନକୁ ଯିବେ।
18 ବେଳେବେଳେ ଏହା ଜଣାପଡ଼େ ଯେ ପରମେଶ୍ୱର ବିପଦରେ ପଡ଼ିଥିବା ଲୋକମାନଙ୍କୁ ଭୁଲି ଯାଆନ୍ତି।
    ଏହାର ଅର୍ଥ ନୁହେଁ ଯେ ସେହି ଗରିବ ବ୍ୟକ୍ତିମାନଙ୍କର କୌଣସି ଆଶା ନ ଥାଏ।
    କିନ୍ତୁ ପରମେଶ୍ୱର ସର୍ବଦା ସେମାନଙ୍କୁ ଭୁଲନ୍ତି ନାହିଁ।

19 ହେ ସଦାପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ।
ସେହି ଜାତିମାନଙ୍କୁ ନ୍ୟାୟ ପ୍ରଦାନ କର।
    ଲୋକମାନଙ୍କୁ ଭାବିବାକୁ ସୁଯୋଗ ଦିଅ ନାହିଁ ଯେ, ସେମାନେ ଶକ୍ତିଶାଳୀ ଅଟନ୍ତି।
20 ଲୋକମାନଙ୍କୁ ଏକ ଶିକ୍ଷା ପ୍ରଦାନ କର।
    ସେମାନେ ଜାଣିବା ଉଚିତ୍ ଯେ, ସେମାନେ କେବଳ ମନୁଷ୍ୟ ମାତ୍ର ଅଟନ୍ତି।

-ସେଲା-

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 18

ପାଉଲ କରିନ୍ଥୀରେ

18 ପାଉଲ ଆଥୀନୀ ନଗର ଛାଡ଼ି କରିନ୍ଥ ନଗରକୁ ଆସିଲେ। ସେଠାରେ ସେ ପନ୍ତ ଦେଶୀୟ ଆକ୍ୱିଲା ନାମକ ଜଣେ ଯିହୂଦୀୟକୁ ଭେଟିଲେ। ସେ ତା’ର ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ସଦ୍ୟ ଇତାଲିଆ ଦେଶରୁ ଆସିଥିଲେ। ସେ ସମୟରେ କ୍ଳାଉଦିଆ ସମ୍ରାଟ ସମସ୍ତ ଯିହୂଦୀୟମାନଙ୍କୁ ରୋମ୍ ଛାଡ଼ି ଗ୍ଭଲିଯିବା ପାଇଁ ଆଦେଶ ଦେଇଥିଲେ। ତେଣୁ ସେମାନେ ଇତାଲିଆ ଛାଡ଼ି ଗ୍ଭଲିଆସି ଥିଲେ। ପାଉଲ ସେମାନଙ୍କୁ ଦେଖିବା ପାଇଁ ଯାଇଥିଲେ। ସେମାନେ ତମ୍ବୁ ବ୍ୟବସାୟୀ ଥିଲେ। ପାଉଲ ମଧ୍ୟ ସେହି ବ୍ୟବସାୟୀ ଥିଲେ। ତେଣୁ ସେ ମଧ୍ୟ ସେମାନଙ୍କ ସହିତ ରହି ସେହି କାମ କଲେ।

ପାଉଲ ପ୍ରତି ବିଶ୍ରାମବାର ଦିନ ସମାଜସଭାଗୃହରେ ଯିହୂଦୀୟ ଓ ଗ୍ରୀ‌କ୍‌‌ମାନଙ୍କ ସହିତ ଚର୍ଚ୍ଚା କରୁଥିଲେ ଓ ଉପଦେଶ ଦ୍ୱାରା ସେମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରୁଥିଲେ। ଶୀଲା ଓ ତୀମଥି ମାକିଦନିଆରୁ କରିନ୍ଥକୁ ଆସିବା ପରେ ପାଉଲ ତାହାଙ୍କର ସବୁ ସମୟ ସୁସମାଗ୍ଭର ପ୍ରଗ୍ଭର କରିବାରେ ଦେଲେ। ସେ ଯିହୂଦୀମାନଙ୍କ ଆଗରେ ପ୍ରମାଣିତ କରିଦେଲେ ଯେ, ଯୀଶୁ ଖ୍ରୀଷ୍ଟ ଅଟନ୍ତି। କିନ୍ତୁ ସେମାନେ ଯେତେବେଳେ ତାହାଙ୍କୁ ବାଧା ଦେଲେ ଓ ନାନା ଖରାପ କଥା କହିଲେ, ପାଉଲ ଏହାର ବିରୁଦ୍ଧରେ ନିଜର ଲୁଗାପଟାର ଧୂଳି ଝାଡ଼ି ଦେଲେ। ସେ କହିଲେ, “ଯଦି ତୁମ୍ଭେମାନେ ଉଦ୍ଧାର ପାଉ ନାହଁ ତାହାହେଲେ ଏହା ମୋର ଦୋଷ ନୁହେଁ। ମୁଁ ସମସ୍ତ ଚେଷ୍ଟା କରି ସାରିଛି। ମୁଁ ଏବେଠାରୁ ଅଣଯିହୂଦୀମାନଙ୍କ ପାଖକୁ ଯିବି।”

ପାଉଲ ସମାଜଗୃହ ଛାଡ଼ି ସତ୍ୟ ପରମେଶ୍ୱରଙ୍କର ଜଣେ ଉପାସକ ତୀତସ ଯୁସ୍ତଙ୍କ ଘରକୁ ଗଲେ। ତାହାଙ୍କ ଘର ସମାଜଗୃହ ପାଖରେ ଥିଲା। କ୍ରୀଷ୍ପ ସେ ସମାଜଗୃହର ମୁଖ୍ୟ ଥିଲେ। ସେ ଓ ତାହାଙ୍କର ପରିବାରର ସମସ୍ତେ ପ୍ରଭୁଙ୍କୁ ବିଶ୍ୱାସ କଲେ। ଅନେକ କରିନ୍ଥୀୟ ଲୋକମାନେ ପାଉଲଙ୍କ ଶିକ୍ଷା ଶୁଣିଲେ, ବିଶ୍ୱାସ କଲେ ଓ ବାପ୍ତିଜିତ ହେଲେ।

ଦିନେ ରାତିରେ ପ୍ରଭୁ ପାଉଲଙ୍କୁ ସ୍ୱପ୍ନରେ କହିଲେ, “ଭୟ କର ନାହିଁ। ନୀରବ ରୁହ ନାହିଁ। କଥା କୁହ। 10 ମୁଁ ତୁମ୍ଭ ସହିତ ଅଛି। କେହି ତୁମ୍ଭର କିଛି କ୍ଷତି କରିବେ ନାହିଁ। ମୋର ଅନେକ ଲୋକ ଏ ନଗରରେ ଅଛନ୍ତି।” 11 ତେଣୁ ପାଉଲ ସେଠାରେ ଦେଢ଼ ବର୍ଷ ପର୍ଯ୍ୟନ୍ତ ରହିଲେ ଓ ସେମାନଙ୍କୁ ପରମେଶ୍ୱରଙ୍କ ସୁସମାଗ୍ଭର ବିଷୟରେ ଉପଦେଶ ଦେଲେ।

ପାଉଲଙ୍କୁ ଗାଲ୍ଲିୟୋ‌ନଙ୍କ ସମ୍ମୁଖକୁ ଅଣା ଯିବା

12 ଗାଲ୍ଲିୟୋନ୍ ଆଖାୟାର ରାଜ୍ୟପାଳ ହେଲେ। ସେ ସମୟରେ ଯିହୂଦୀୟମାନେ ମିଳିତ ଭାବରେ ଚେଷ୍ଟା କରି ପାଉଲଙ୍କୁ ଆକ୍ରମଣ କଲେ। ସେମାନେ ତାହାଙ୍କୁ ଅଦାଲତକୁ ନେଇଗଲେ। 13 ସେମାନେ କହିଲେ, “ଏହି ଲୋକ ଯେଉଁ ଉପାୟରେ ପରମେଶ୍ୱରଙ୍କ ଉପାସନା କରିବା ପାଇଁ ଲୋକମାନଙ୍କୁ ମତାଇ ଅଛି, ତାହା ଆମ୍ଭ ବ୍ୟବସ୍ଥାର ବିରୁଦ୍ଧ ଅଟେ।”

14 ପାଉଲ କହିବା ଆରମ୍ଭ କହିବା ମାତ୍ରେ ଗାଲ୍ଲିୟୋନ୍ ଯିହୂଦୀୟମାନଙ୍କୁ କହିଲେ, “ଯଦି ଏହା କୌଣସି ଅପରାଧ ବା କୌଣସି ସାଂଘାତିକ ଦୁର୍ବ୍ୟବହାର ବିଷୟରେ ଅଭିଯୋଗ ହୋଇଥା’ନ୍ତା, ତେବେ ତୁମ୍ଭମାନଙ୍କର କଥା ଶୁଣିବା ମୋର କର୍ତ୍ତବ୍ୟ ହୋଇଥା’ନ୍ତା, 15 କିନ୍ତୁ ତୁମ୍ଭ ବ୍ୟବସ୍ଥାରେ ଲେଖାଥିବା ବାକ୍ୟ ଓ ନାମ ବିରୁଦ୍ଧରେ ଏହି ବଚସା ସୃଷ୍ଟି ହୋଇଥିବାରୁ ତୁମ୍ଭେମାନେ ନିଜେ ନିଜେ ଏହାର ସମାଧାନ କର। ଏହିସବୁ ବିଷୟରେ ମୁଁ କୌଣସି ବିଗ୍ଭର କରିବି ନାହିଁ।” 16 ସେ ଏହା କହି ସେମାନଙ୍କୁ ଅଦାଲତରୁ ବାହାର କରିଦେଲେ।

17 ତା’ପରେ ସେମାନେ ସମାଜଗୃହର ପ୍ରଧାନ କର୍ତ୍ତା ସୋସ୍ଥନାଙ୍କୁ ଧରିନେଇ ଅଦାଲତ ସାମନାରେ ପିଟିଲେ। କିନ୍ତୁ ଗାଲ୍ଲିୟୋନ୍ ଏଥି ପ୍ରତି ମୋଟେ ଦୃଷ୍ଟି ଦେଲେ ନାହିଁ।

ପାଉଲଙ୍କ ଆନ୍ତିୟଖିଆକୁ ଫେରିବା

18 ପାଉଲ ସେଠାରେ ଭାଇମାନଙ୍କ ସହିତ ଅନେକ ଦିନ ରହିଲେ। ତା’ପରେ ସେ ବିଦାୟ ନେଇ ଜଳପଥରେ ସୁରିଆ ଦେଶକୁ ଗଲେ। ତାହାଙ୍କ ସହିତ ପ୍ରୀସ୍କିଲ୍ଲା ଓ ଆକ୍ୱିଲା ମଧ୍ୟ ଗଲେ। ପରମେଶ୍ୱରଙ୍କ ନିକଟରେ ଏକ ଶପଥ କରିଥିବାରୁ ପାଉଲ କେଙ୍କ୍ରେୟାରେ ଲଣ୍ଡା ହେଲେ। 19 ତା’ପରେ ସେମାନେ ଏଫିସ ନଗରରେ ପହଞ୍ଚିଲେ। ସେଠାରେ ପାଉଲ ପ୍ରୀସ୍କିଲ୍ଲା ଓ ଆକ୍ୱିଲାଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କଲେ ଓ ଯିହୂଦୀୟମାନଙ୍କ ସହିତ କଥାବାର୍ତ୍ତା କଲେ। 20 ସେମାନେ ତାହାଙ୍କୁ ସେଠାରେ ଆଉ କିଛି ଦିନ ରହିବାକୁ କହିଲେ, କିନ୍ତୁ ସେ ରାଜି ହେଲେ ନାହିଁ। 21 ସେ ଗଲାବେଳେ କହିଲେ, “ଯଦି ପରମେଶ୍ୱର ଗ୍ଭହାନ୍ତି, ତେବେ ମୁଁ ପୁଣି ତୁମ୍ଭମାନଙ୍କ ପାଖକୁ ଆସିବି।” ତା’ପରେ ସେ ଜଳପଥରେ ଏଫିସରୁ ବିଦାୟ ନେଲେ।

22 ପାଉଲ କାଇସରୀଆରେ ପହଞ୍ଚି ଯିରୁଶାଲମର ମଣ୍ଡଳୀକୁ ଯାଇ ସେମାନଙ୍କ ସହିତ ସାକ୍ଷାତ କଲେ। ତା’ପରେ ସେ ଆନ୍ତିୟଖିଆ ନଗରକୁ ଗଲେ। 23 ସେଠାରେ ପାଉଲ କିଛିଦିନ ରହିଲେ। ତା’ପରେ ସେ ଗାଲାତୀୟ ଓ ଫ୍ରୁଗିଆ ଅଞ୍ଚଳକୁ ଗ୍ଭଲିଗଲେ। ସେଠାରେ ସେ ସହରରୁ ସହର ବୁଲି ଯୀଶୁଙ୍କର ସମସ୍ତ ଶିଷ୍ୟମାନଙ୍କୁ ବଳବାନ୍ କଲେ।

ଏଫିସ ଓ କରିନ୍ଥରେ ଆପଲ୍ଲ

24 ଆପଲ୍ଲ ନାମକ ଜଣେ ଯିହୂଦୀୟ ସେଠାରେ ଥିଲେ। ତାହାଙ୍କର ଜନ୍ମସ୍ଥାନ ଆଲେ‌କ୍‌ଜାଣ୍ଡ୍ରିୟା। ସେ ଏଫିସ ନଗରକୁ ଆସିଲେ। ସେ ଜଣେ ଅତି ଭଲ ବକ୍ତାଥିଲେ। ଧର୍ମଶାସ୍ତ୍ରରେ ତାହାଙ୍କର ବହୁତ ଭଲ ଜ୍ଞାନ ଥିଲା। 25 ତାହାଙ୍କୁ ପ୍ରଭୁଙ୍କ ପଥ ବିଷୟରେ ଶିକ୍ଷା ଦିଆଯାଇଥିଲା ଓ ସେ ଉତ୍ସାହଜନକ ଆତ୍ମାରେ ପୂର୍ଣ୍ଣ ହୋଇ କଥା କହୁଥିଲେ। କେବଳ ଯୋହନଙ୍କର ବାପ୍ତିସ୍ମ ବିଷୟରେ ଜାଣିଥିଲେ ମଧ୍ୟ ସେ ଯୀଶୁଙ୍କ ବିଷୟରେ ସମ୍ପୂର୍ଣ୍ଣ ଶିକ୍ଷା ଠିକ୍ ଭାବରେ ଦେଉଥିଲେ। 26 ସେ ନିର୍ଭୟରେ ସମାଜଗୃହରେ କହିବା ଆରମ୍ଭ କଲେ। ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ କଥା ଶୁଣି ତାହାଙ୍କୁ ନିଜ ପାଖକୁ ନେଇ ଆସିଲେ। ସେମାନେ ପରମେଶ୍ୱରଙ୍କ ପଥ ବିଷୟରେ ଆହୁରି ପରିଷ୍କାର ଭାବରେ ତାହାଙ୍କୁ ବୁଝାଇ ଦେଲେ।

27 ସେ ଯେତେବେଳେ ଆଖାୟାକୁ ବାହାରିଲେ, ସେତେବେଳେ ଭାଇମାନେ ତାହାଙ୍କୁ ଉତ୍ସାହିତ କଲେ। ସେମାନେ ତାହାଙ୍କୁ ସ୍ୱାଗତ କରିବା ପାଇଁ ଶିଷ୍ୟମାନଙ୍କୁ ପତ୍ର ଲେଖିଲେ। ସେ ସେଠାରେ ପହଞ୍ଚି ପରମେଶ୍ୱରଙ୍କ ଅନୁଗ୍ରହରେ ବିଶ୍ୱାସ କରିଥିବା ଲୋକମାନଙ୍କର ବହୁତ ସାହାଯ୍ୟ କଲେ। 28 କାରଣ ସେ ଯିହୂଦୀମାନଙ୍କ ସହିତ ସର୍ବସାଧାରଣରେ ଦୃଢ଼ଭାବେ ଯୁକ୍ତିତର୍କ କରି ସେମାନଙ୍କୁ ପରାସ୍ତ କଲେ ଓ ଧର୍ମଶାସ୍ତ୍ରରୁ ପ୍ରମାଣ କରି ଦେଖାଇ ଦେଲେ ଯେ କେବଳ ଯୀଶୁ ହିଁ ଖ୍ରୀଷ୍ଟ ଅଟନ୍ତି।

Oriya Bible: Easy-to-Read Version (ERV-OR)

2010 by World Bible Translation Center