Print Page Options
Previous Prev Day Next DayNext

Old/New Testament

Each day includes a passage from both the Old Testament and New Testament.
Duration: 365 days
Oriya Bible: Easy-to-Read Version (ERV-OR)
Version
ଗୀତସଂହିତା 43-45

43 ହେ ପରମେଶ୍ୱର, ଜଣେ ଲୋକ ଥିଲା ଯିଏ କି ତୁମ୍ଭର ଆଶ୍ରିତ ନ ଥିଲା।
    ସେହି ଲୋକଟି ଦୁଷ୍ଟ ବୁଦ୍ଧି ସମ୍ପନ୍ନ ଓ ମିଥ୍ୟା କହେ।
ହେ ପରମେଶ୍ୱର, ସେହି ଲୋକଠାରୁ ମୋତେ ବଞ୍ଚାଅ।
    ମୋତେ ସାହାଯ୍ୟ କରି ପ୍ରମାଣ କର ଯେ, ମୁଁ ଠିକ୍ ଅଟେ।
ହେ ପରମେଶ୍ୱର, ତୁମ୍ଭେ ହିଁ ମୋର ବଳସ୍ୱରୂପ।
    କାହିଁକି ତୁମ୍ଭେ ମୋତେ ଛାଡ଼ି ଗ୍ଭଲିଯିବ?
ମୋର ଶତ୍ରୁର ନିଷ୍ଠୁର ଆଚରଣ ଯୋଗୁଁ
    କାହିଁକି ମୁଁ ଏତେ ଦୁଃଖ ପାଇବି।
ହେ ପରମେଶ୍ୱର, ତୁମ୍ଭର ଆଲୋକ ଓ ସତ୍ୟତାର ବାର୍ତ୍ତା ମୋ’ ନିକଟକୁ ପ୍ରେରିତ ହେଉ।
    ତୁମ୍ଭର ଆଲୋକ ଓ ସତ୍ୟତା ମୋର ପଥ ପ୍ରଦର୍ଶକ ହେଉ।
ସେମାନେ ମୋତେ ବାଟ ଦେଖାଇ ତୁମ୍ଭର ପବିତ୍ର ପର୍ବତକୁ ନେଇଯିବେ।
    ସେମାନେ ମୋତେ ତୁମ୍ଭର ପବିତ୍ର ଗୃହକୁ ପଥ ଦେଖାଇବେ।
ମୁଁ ପରମେଶ୍ୱରଙ୍କ ଯଜ୍ଞବେଦି ନିକଟକୁ ଆସିବି।
    ମୁଁ ପରମେଶ୍ୱରଙ୍କ ନିକଟକୁ ଯିବି, ଯିଏ ମୋତେ ସମସ୍ତ ସୁଖ ପ୍ରଦାନ କରିଛନ୍ତି।
ସଦାପ୍ରଭୁ ମୋର ପରମେଶ୍ୱର,
    ମୁଁ ଏହି ବୀଣା ବାଦ୍ୟଯନ୍ତ୍ରରେ ତୁମ୍ଭର ପ୍ରଶଂସା ଗାନ କରିବି।

ହେ ମୋର ପ୍ରାଣ, କାହିଁକି ଏତେ ଦୁଃଖିତ?
    ମୁଁ କାହିଁକି ଏତେ ଅଧୀର ହେଉଛି?
ମୁଁ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିବି।
    ତାଙ୍କୁ ପ୍ରଶଂସା କରିବା ପାଇଁ ମୁଁ ନିଶ୍ଚୟ ସୁଯୋଗ ପାଇବି।
    ସେ ମୋତେ ରକ୍ଷା କରିବେ।

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଗୀତ, ମସ୍କୀଲ୍।

44 ହେ ପରମେଶ୍ୱର, ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ।
    ଆମ୍ଭର ପିତୃପୁରୁଷଙ୍କୁ ଜୀବନ କାଳରେ ଓ ପୂର୍ବରେ ତୁମ୍ଭେ ଯାହାସବୁ କରିଥିଲ ତାହା ଆମ୍ଭେମାନେ ଶୁଣିଅଛୁ।
    ସେମାନେ ତାହା ଆମ୍ଭମାନଙ୍କୁ ଜଣାଇଅଛନ୍ତି।
ହେ ପରମେଶ୍ୱର, ତୁମ୍ଭର ଅସୀମ ଶକ୍ତି ବଳରେ ଏହି ରାଜ୍ୟକୁ
    ସେମାନଙ୍କଠାରୁ ଛଡ଼ାଇ ନେଇ ତାହା ଆମ୍ଭମାନଙ୍କୁ ଦେଇଅଛ।
ତୁମ୍ଭେ ସେହି ବିଦେଶୀ ଲୋକମାନଙ୍କୁ ନିଶ୍ଚିହ୍ନ କରିଛ।
    ତୁମ୍ଭେ ସେମାନଙ୍କୁ ବିଦେଶ ଭୂମି ଛାଡ଼ିବାକୁ ବାଧ୍ୟ କରିଛ।
ଆମ୍ଭର ପିତୃପୁରୁଷଙ୍କ ଖ‌ଡ଼୍‌ଗ ଦ୍ୱାରା ଏ ରାଜ୍ୟ ମିଳି ନାହିଁ।
    ସେମାନଙ୍କର ବଳିଷ୍ଠ ବାହୁ ଯୁଗଳ ସେମାନଙ୍କୁ ବିଜୟୀ କରି ନାହିଁ।
ଏହା କେବଳ ସମ୍ଭବ ହୋଇଛି, ଯେହେତୁ ତୁମ୍ଭେ ସେମାନଙ୍କ ସାଙ୍ଗରେ ଥିଲ।
    ହେ ପରମେଶ୍ୱର, ତୁମ୍ଭର ଅସୀମ ଶକ୍ତି ଆମ୍ଭର ପିତୃପୁରୁଷଙ୍କୁ ରକ୍ଷା କରିଥିଲା।
    କାରଣ ତୁମ୍ଭେ ସେମାନଙ୍କୁ ଭଲ ପାଉଥିଲ।
ହେ ମୋର ପରମେଶ୍ୱର, ତୁମ୍ଭେ ମୋର ରାଜା ଅଟ।
    ଆଜ୍ଞା ଦିଅ ଓ ଯାକୁବର ଲୋକଙ୍କୁ ମୁକ୍ତ କରାଅ।
ହେ ମୋର ପରମେଶ୍ୱର, ତୁମ୍ଭରି ସାହାଯ୍ୟରେ ଆମ୍ଭର ଶତ୍ରୁମାନଙ୍କୁ ଆମ୍ଭେ ପଛକୁ ତଡ଼ି ଦେବୁ।
    ତୁମ୍ଭର ନାମକୁ ନେଇ ଆମ୍ଭେମାନେ ଆମ୍ଭର ଶତ୍ରୁମାନଙ୍କ ଉପରେ ଚଢ଼ି ଗ୍ଭଲିଯିବୁ।
ମୁଁ ମୋର ଧନୁରେ ବିଶ୍ୱାସ କରେ ନାହିଁ,
    କିଅବା ମୋର ଖଣ୍ଡା ମୋତେ ରକ୍ଷା କରି ପାରିବ ନାହିଁ।
ହେ ପରମେଶ୍ୱର, ତୁମ୍ଭେ ଆମ୍ଭଙ୍କୁ ମିଶରଠାରୁ ବଞ୍ଚାଇଛ।
    ତୁମ୍ଭେ ଆମ୍ଭର ଶତ୍ରୁମାନଙ୍କୁ ଲଜ୍ଜା ପ୍ରଦାନ କରିଛ।
ଆମ୍ଭେ ସାରାଦିନ ପରମେଶ୍ୱରଙ୍କ ପ୍ରଶଂସା କରିଛୁ।
    ଆମ୍ଭେ ଚିରକାଳ ତୁମ୍ଭର ପ୍ରଶଂସା କରିବୁ।

କିନ୍ତୁ ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଛାଡ଼ି ଗ୍ଭଲିଗଲ।
    ତୁମ୍ଭେ ଆମ୍ଭକୁ ମାନସିକ ଅଶାନ୍ତ କଲ।
    ତୁମ୍ଭେ ଆମ୍ଭ ସହିତ ଯୁଦ୍ଧ କ୍ଷେତ୍ରକୁ ଆସିଲ ନାହିଁ।
10 ଆମ୍ଭର ଶତ୍ରୁମାନେ ଆମ୍ଭକୁ ପଛକୁ ତଡ଼ି ଦେଲେ।
    ଆମ୍ଭର ଶତ୍ରୁମାନେ ଆମ୍ଭର ଧନ ସମ୍ପତ୍ତି ନେଇଗଲେ।
11 ତୁମ୍ଭେ ଆମ୍ଭକୁ ମେଣ୍ଢା ତୁଲ୍ୟ ଅନ୍ୟମାନଙ୍କ ମଧ୍ୟରେ ଖାଦ୍ୟ ନିମନ୍ତେ ସମର୍ପଣ କରିଅଛ।
    ତୁମ୍ଭେ ଆମ୍ଭକୁ ବିଦେଶୀମାନଙ୍କ ମଧ୍ୟରେ ଛିନ୍ନଭିନ୍ନ କରିଅଛ।
12 ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକଙ୍କୁ ବିନା ମୂଲ୍ୟରେ ବିକ୍ରୀ କରି ଦେଉଛ
    ଓ ସେମାନଙ୍କର ଉଚିତ୍ ଦାମ ପାଇଁ ମଧ୍ୟ ଆଲୋଚନା କରି ନାହଁ।
13 ତୁମ୍ଭେ ଆମ୍ଭମାନଙ୍କୁ ଆମ୍ଭର ପଡ଼ୋଶୀମାନଙ୍କ ନିକଟରେ ପରିହାସର ପାତ୍ର କରିଛ।
    ସେମାନେ ଆମ୍ଭକୁ ଦେଖି ହସନ୍ତି ଓ ଥଟ୍ଟା କରନ୍ତି।
14 ତୁମ୍ଭେ ଆମ୍ଭକୁ ଏକ ବିପର୍ଯ୍ୟୟର କାହାଣୀରେ ପରିଣତ କରିଛ, ଯାହା ଲୋକମାନେ କହୁଛନ୍ତି।
    ଯେଉଁ ଲୋକଙ୍କର ନିଜର ରାଜ୍ୟ ମଧ୍ୟ ନାହିଁ, ସେମାନେ ଆମ୍ଭକୁ ଦେଖି ହସୁଛନ୍ତି ଓ ମୁଣ୍ଡ ହଲାଉଛନ୍ତି।
15 ଲଜ୍ଜାରେ ମୁଁ ଢାଙ୍କି ହୋଇଯାଇଛି।
    ସାରାଦିନ ମୁଁ ସେହି ତିରସ୍କାର ଦେଖୁଛି।
16 ଲୋକମାନେ ଯାହା କହୁଛନ୍ତି ସେଥିପାଇଁ ମୁଁ ଲଜ୍ଜିତ,
    ଏହିସବୁ ଯେଉଁ ଲୋକମାନେ କହୁଛନ୍ତି ଏ ମୋର ଶତ୍ରୁ।
17 ହେ ପରମେଶ୍ୱର, ଆମ୍ଭେ ତୁମ୍ଭକୁ ଭୁଲି ଯାଇ ନାହୁଁ।
    ତଥାପି ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏସବୁ ଘଟାଇଛ।
    ଯେତେବେଳେ ତୁମ୍ଭର ନିୟମକୁ ସ୍ୱୀକୃତି ପ୍ରଦାନ କରିଥିଲୁ ତୁମ୍ଭ ସହିତ ଆମ୍ଭେମାନେ ମିଥ୍ୟା କହି ନାହୁଁ।
18 ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ନିକଟରୁ ଦୂରେଇ ଯାଇ ନାହୁଁ।
    ଆମ୍ଭେମାନେ ତୁମ୍ଭକୁ ଅନୁସରଣ କରିବାରେ ପଛେଇ ନାହୁଁ।
19 ହେ ପରମେଶ୍ୱର, ତୁମ୍ଭେ ଏହି ସ୍ଥାନରେ ଆମ୍ଭକୁ ପଦଦଳିତ କଲ।
    ଯେଉଁଠାରେ ଶୃଗାଳମାନେ ବାସ କରନ୍ତି।
    ତୁମ୍ଭେ ଆମ୍ଭକୁ ଏପରି ଏକ ସ୍ଥାନରେ ଛାଡ଼ିଦେଲ ଯାହା ମୃତ୍ୟୁଭଳି ଗାଢ଼ ଅନ୍ଧକାର ଅଟେ।
20 ଆମ୍ଭେ କ’ଣ ଆମ୍ଭ ପରମେଶ୍ୱରଙ୍କ ନାମ ଭୁଲି ଯାଇଛୁ?
    ଆମ୍ଭେ କ’ଣ ଅନ୍ୟ କୌଣସି ଦେବତାଙ୍କୁ ଡାକିଛୁ? ନା।
21 ପ୍ରକୃତରେ ପରମେଶ୍ୱର ସେ ସବୁ କଥା ଜାଣନ୍ତି।
    ସେ ମଧ୍ୟ ଆମ୍ଭର ସମସ୍ତ ଗୋପନ କଥା ଜାଣନ୍ତି।
22 ହେ ପରମେଶ୍ୱର, ସାରାଦିନ ଆମ୍ଭେ ତୁମ୍ଭ ପାଇଁ ମୃତ୍ୟୁବରଣ କରୁଛୁ।
    ଆମ୍ଭେ ହେଉଛୁ ସେହି ମେଣ୍ଢାସବୁ ଯେଉଁମାନଙ୍କୁ ହତ୍ୟା କରିବାକୁ ନିଆ ଯାଉଥାଏ।
23 ମୋର ପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ।
    କାହିଁକି ତୁମ୍ଭେ ଶୋଇ ରହିଛ?
    ଉଠ, ଚିରଦିନ ପାଇଁ ଆମ୍ଭକୁ ଛାଡ଼ିଯାଅ ନାହିଁ।
24 ହେ ପରମେଶ୍ୱର, କାହିଁକି ତୁମ୍ଭେ ଆମ୍ଭଠାରୁ ଲୁଚିଅଛ?
    ତୁମ୍ଭେ କ’ଣ ଆମ୍ଭର ଦୁଃଖ ଓ ଯନ୍ତ୍ରଣା ସବୁ ଭୁଲି ଯାଇଅଛ?
25 ଆମ୍ଭମାନଙ୍କୁ ଧୂଳିମାଟି ଭିତରକୁ ଠେଲି ଦିଆ ହୋଇଛି।
    ଆମ୍ଭମାନଙ୍କର ଉଦର ମାଟି ଧୂଳିରେ ପଡ଼ି ରହିଛି।
26 ହେ ପରମେଶ୍ୱର, ଜାଗ୍ରତ ହୁଅ।
    ଆମ୍ଭକୁ ସାହାଯ୍ୟ କର।
    ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ହେତୁ ଆମ୍ଭମାନଙ୍କୁ ଉଦ୍ଧାର କର।

ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ ସ୍ୱରରେ କୋରହ ପରିବାରର ଏହା ଏକ ପ୍ରେମର ଗୀତ।

45 ସୁନ୍ଦର ଭାବନାସବୁ ମୋର ମନକୁ ଭରିଦିଏ,
    ଯେବେ ଏହିସବୁ ପଦଗୁଡ଼ିକ ରାଜାଙ୍କ ପାଇଁ କହେ।
ଏହି ଶବ୍ଦଗୁଡ଼ିକ ମୋ’ ଜିହ୍ୱାରେ ପ୍ରବାହୀତ ହୋଇଥାଏ,
    ନିପୁଣ ଲେଖକର କଲମରୁ ଆସିଲା ପରି।

ତୁମ୍ଭେ ଅନ୍ୟମାନଙ୍କଠାରୁ ଅଧିକ ସୁନ୍ଦର ଅଟ,
    ଏବଂ ତୁମ୍ଭେ ଏପରି ସୁଖଦାୟକ କଥା କୁହ,
    ସେଥିପାଇଁ ପରମେଶ୍ୱର ତୁମ୍ଭକୁ ସର୍ବଦା ଆଶୀର୍ବାଦ କରିବେ।
ହେ ବୀର, ତୁମ୍ଭର ଖ‌ଡ଼୍‌ଗ ଧାରଣ କର,
    ତୁମ୍ଭର ଶରୀରରେ ମହିମା ମଣ୍ଡିତ ପୋଷାକ ଶୋଭା ପାଉ।
ତୁମ୍ଭେ ଆଶ୍ଚର୍ଯ୍ୟ ଦିଶୁଛ।
    ଯାଅ ନ୍ୟାୟ ଓ ଧର୍ମପାଇଁ ଯୁଦ୍ଧରେ ବିଜୟୀ ହୁଅ।
    ତୁମ୍ଭର ଶକ୍ତିଶାଳୀ ଦକ୍ଷିଣ ବାହୁ ଅ‌ଦ୍‌ଭୂତ କାର୍ଯ୍ୟ କରିବାକୁ ପ୍ରଶିକ୍ଷିତ।
ତୁମ୍ଭର ଶକ୍ତିଶାଳୀ ମୁନିଆ ତୀର ଶତ୍ରୁର ବକ୍ଷସ୍ଥଳ ଭେଦ କରିବାକୁ
    ସମର୍ଥ ଲୋକମାନେ ତୁମ୍ଭ ସମ୍ମୁଖରେ ଧୂଳିରେ ଲୋଟି ଯିବେ।
ପରମେଶ୍ୱର, [a] ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ ବିରାଜମାନ କରିବେ।
    ତୁମ୍ଭର ଉତ୍ତମତା ତୁମ୍ଭକୁ ଶାସନ କରିବାର କ୍ଷମତା ଦିଏ।
ତୁମ୍ଭେ ଧାର୍ମିକକୁ ଭଲ ପାଅ ଓ ଦୁଷ୍ଟକୁ ଘୃଣା କର।
    ପରମେଶ୍ୱର ତୁମ୍ଭର ବନ୍ଧୁମାନଙ୍କ ମଧ୍ୟରୁ
    ତୁମ୍ଭକୁ ରାଜା ହେବାକୁ ମନୋନୀତ କଲେ।
ତୁମ୍ଭର ପୋଷାକରୁ ଉତ୍ତମ ସୁଗନ୍ଧିଯୁକ୍ତ ଅଗୁରୁ ଡା‌ଲ୍‌ଚିନି ମସଲାର ବାସନା ଭାସି ଆସୁଛି।
    ଏହି ପ୍ରାସାଦ ହାତୀ ଦାନ୍ତରେ ସୁଶୋଭିତ ଓ ସେ ଭିତରୁ ଉତ୍ତମ ସଙ୍ଗୀତ ତୁମ୍ଭର ମନୋରଞ୍ଜନ ସକାଶେ ଗୁଞ୍ଜରିତ ହେଉଛି।
ତୁମ୍ଭ ବିବାହରେ ଯୋଗ ଦେଇଥିବା ସ୍ତ୍ରୀ ଲୋକମାନେ ରାଜକୁମାରୀ ଅଟନ୍ତି।
    ରାଜକୁମାରୀମାନେ ତୁମ୍ଭର ବଧୂ, ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ
    ଓ ପୋଷାକ ପିନ୍ଧି ଛିଡ଼ା ହୋଇଛନ୍ତି।

10 ହେ ରାଜକୁମାରୀ, ଶୁଣ।
    ଯଦି ତୁମ୍ଭେ ମନଦେଇ ଶୁଣ, ତେବେ ସବୁ ବୁଝିପାରିବ,
ଓ ତୁମ୍ଭର ପରିବାରକୁ ଭୁଲିଯାଅ।
11     ତୁମ୍ଭର ସୌନ୍ଦର୍ଯ୍ୟରେ ରାଜା ମୁ‌‌ଗ୍‌‌ଧ ହେବେ।
ସେ ତୁମ୍ଭର ନୂତନ ପତି ହେବେ,
    ତେଣୁ ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବା ଉଚିତ୍।
12 ସୋର ଦେଶର ଧନଶାଳୀ ବ୍ୟକ୍ତିମାନେ ତୁମ୍ଭକୁ ଉପହାର ଦେବାକୁ ଉପସ୍ଥିତ ହେବେ।
    ସେମାନେ ତୁମ୍ଭର ପକ୍ଷପାତ ଲୋଡ଼ିବେ।

13 ତା’ର ସମସ୍ତ ମହିମାରେ,
    ମୁକ୍ତା ସୁବର୍ଣ୍ଣରେ ଖଚିତ ହେବାପରି ରାଜକୁମାରୀ ତାଙ୍କର ବସ୍ତ୍ରରେ ଦେଖାଯା’ନ୍ତି।
14 ସୌନ୍ଦର୍ଯ୍ୟରେ ମଣ୍ଡିତ ହୋଇ ସେ ରାଜାଙ୍କ ନିକଟକୁ ଆଗେଇ ଯାଏ,
    ତା’ର ସଖିମାନେ ତା’ ପଛରେ ଅନୁସରଣ କରନ୍ତି।
15 ସେମାନେ ଆନନ୍ଦ ଉଲ୍ଲାସରେ ଆସିବେ।
    ସେମାନେ ଆନନ୍ଦ ଉଲ୍ଲାସ ମଧ୍ୟରେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ।

16 ସେମାନଙ୍କର ପୂର୍ବପୁରୁଷଗଣଙ୍କ ପରି ତୁମ୍ଭର ପୁତ୍ରଗଣ ରାଜା ହେବେ।
    ସାରା ଦେଶରେ ତୁମ୍ଭେ ସେମାନଙ୍କୁ ଶାସନ କରିବ।
17 ତୁମ୍ଭେ ପୁରୁଷାନୁକ୍ରମେ ବିଖ୍ୟାତ ହେବ।
    ଲୋକମାନେ ଅନନ୍ତକାଳାବଧି ତୁମ୍ଭକୁ ପ୍ରଶଂସା କରିବେ।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 27:27-44

27 ଝଡ଼ର ଚଉଦ ଦିନରେ ପ୍ରାୟ ମଧ୍ୟରାତ୍ରି ସମୟରେ ଆମ୍ଭ ଜାହାଜ ଆଦ୍ରିୟା ସମୁଦ୍ରର ପାଖରେ ଭାସୁଥିଲା। ଆମ୍ଭ ନାବିକମାନେ କୌଣସି ସ୍ଥଳ ଭାଗରେ ନିକଟବର୍ତ୍ତୀ ହୋଇଛନ୍ତି ବୋଲି ସନ୍ଦେହ କଲେ। 28 ସେମାନେ ଗୋଟିଏ କଡ଼ରେ ଓଜନ ଓହଳିଥିବା ଦଉଡ଼ି ସାହାଯ୍ୟରେ ମାପ କରି ସେଠାରେ ଜଳର ଗଭୀରତା 120 ଫୁଟ ବୋଲି ଦେଖିଲେ। କିଛି ସମୟ ପରେ ସେମାନେ ପୁଣି ମାପି ତାହା 90 ଫୁଟ ଗଭୀର ଥିବାର ଦେଖିଲେ। 29 ସେମାନେ ଭୟ କଲେ, ଯେ କାଳେ ଜାହାଜ ଭାସି-ଭାସି ଯାଇ ପଥରରେ ଧ‌କ୍‌କା ହୋଇଯିବ। ତେଣୁ ସେମାନେ ଜାହାଜର ପଛପଟେ ଗ୍ଭରୋଟି ଲଙ୍ଗର ପକାଇ ଦିନ ହେବା ପାଇଁ ଅପେକ୍ଷା କଲେ। 30 କେତେକ ନାବିକ ଜାହାଜ ଛାଡ଼ି ଗ୍ଭଲିଯିବାକୁ ଗ୍ଭହିଁଲେ। ତେଣୁ ସେମାନେ ଜୀବନ ରକ୍ଷକ ଡଙ୍ଗାକୁ ପାଣିରେ ଖସେଇ ଦେଲେ। ଯାହା ଫଳରେ ଅନ୍ୟମାନେ ଭାବିବେ ଯେ, ନାବିକମାନେ ଜାହାଜ ସାମନାରେ ଅଧିକ ଲଙ୍ଗର ପକାଇବାକୁ ଯାଉଛନ୍ତି। 31 କିନ୍ତୁ ପାଉଲ ସେନାଅଧିକାରୀଙ୍କୁ ଓ ସୈନିକମାନଙ୍କୁ କହିଲେ, “ଏମାନେ ଯଦି ଜାହାଜରେ ନ ରହିବେ, ତେବେ ତୁମ୍ଭେମାନେ କେହି ରକ୍ଷା ପାଇବ ନାହିଁ।” 32 ତେଣୁ ସୈନିକମାନେ ଜୀବନ ରକ୍ଷକ ଡଙ୍ଗାର ଦଉଡ଼ି କାଟି ଦେଲେ ଓ ତାହାକୁ ପାଣିରେ ପକେଇ ଦେଲେ।

33 ପାହାନ୍ତିଆ ସମୟର ଠିକ୍ ପୂର୍ବରୁ ପାଉଲ ସେମାନଙ୍କୁ କିଛି ଖାଦ୍ୟ ଖାଇବା ପାଇଁ ଅନୁରୋଧ କଲେ। ସେ କହିଲେ, “ତୁମ୍ଭେମାନେ ଉତ୍କଣ୍ଠାର ସହିତ ଅପେକ୍ଷା କରିଛ ଓ ଆଜିକୁ ଚଉଦ ଦିନ ଧରି ତୁମ୍ଭେମାନେ ଖାଦ୍ୟ ସ୍ପର୍ଶ କରି ନାହଁ। 34 ବର୍ତ୍ତମାନ ବଞ୍ଚିବା ପାଇଁ ତୁମ୍ଭମାନଙ୍କର କିଛି ଖାଦ୍ୟ ଖାଇବା ନିହାତି ଆବଶ୍ୟକ। ତୁମ୍ଭମାନଙ୍କ ମଧ୍ୟରୁ କାହାରି ମୁଣ୍ଡର ଗୋଟିଏ ବାଳ ମଧ୍ୟ, ନଷ୍ଟ ହେବ ନାହିଁ।” 35 ଏତିକି କହିବା ପରେ ପାଉଲ କିଛି ରୋଟୀ ନେଇ ସମସ୍ତଙ୍କ ଆଗରେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ, ଓ ସେଥିରୁ ଖଣ୍ଡେ ଛିଣ୍ଡେଇ ଖାଇବାକୁ ଆରମ୍ଭ କଲେ। 36 ଏଥିରେ ସେମାନେ ସମସ୍ତେ ଉତ୍ସାହିତ ହେଲେ ଓ ସେମାନେ ମଧ୍ୟ ଖାଇବା ଆରମ୍ଭ କଲେ। 37 ଜାହାଜରେ ସର୍ବ ମୋଟ 276 ଜଣ ଥିଲେ। 38 ଆମ୍ଭେ ଯଥେଷ୍ଟ ପରିମାଣରେ ଖାଇବା ପରେ ଜାହାଜରେ ଥିବା ଗହମକୁ ସେମାନେ ସମୁଦ୍ରରେ ଫିଙ୍ଗି ଦେଲେ, ଯଦ୍ଦ୍ୱାରା ଜାହାଜ ହାଲୁକା ହୋଇଗଲା।

ଜାହାଜ ନଷ୍ଟ ହୋଇଗଲା

39 ଦିନ ହେଲା, ମାତ୍ର ନାବିକମାନେ ସେହି ସ୍ଥାନଟି ଚିହ୍ନି ପାରିଲେ ନାହିଁ। ସେମାନେ ଗୋଟିଏ ଉପସାଗର କୂଳରେ ବାଲିତଟ ଦେଖିଲେ। ସମ୍ଭବ ହେଲେ ସେହି କୂଳରେ ଜାହାଜ ଲଗେଇବା ପାଇଁ ସ୍ଥିର କଲେ। 40 ସେମାନେ ଲଙ୍ଗରଗୁଡ଼ିକ କାଟି ସମୁଦ୍ରରେ ଫିଙ୍ଗି ଦେଲେ। ସେମାନେ ମଙ୍ଗର ଦଉଡ଼ି ଫିଟେଇ ପବନରେ ସାମନା ପାଲଟି ଉଠାଇଲେ। ତା’ପରେ ସେମାନେ ବାଲିତଟ ଆଡ଼କୁ ଯାତ୍ରା କଲେ। 41 କିନ୍ତୁ ଜାହାଜଟି ଦୁଇଟି ସମୁଦ୍ରର ସଙ୍ଗମ ସ୍ଥାନରେ ଗୋଟିଏ ବାଲିଚଡ଼ାଠାରେ ଧ‌କ୍‌କା ଖାଇ ଲାଗିଗଲା। ତେଣୁ ଜାହାଜର ଆଗ ଅଂଶ ଅଚଳ ହୋଇଗଲା ଓ ପଛ ଭାଗ ଲହରୀ ଧ‌କ୍‌କାରେ ଭାଙ୍ଗି ଖଣ୍ଡ ଖଣ୍ଡ ହୋଇଗଲା।

42 ବନ୍ଦୀମାନେ କାଳେ ପହଁରି ଖସି ଗ୍ଭଲିଯିବେ, ସେଥିପାଇଁ ସୈନ୍ୟମାନେ ଭୟରେ ସେମାନଙ୍କୁ ହତ୍ୟା କରିବା ପାଇଁ ଚିନ୍ତା କଲେ। 43 କିନ୍ତୁ ସେନା ଅଧିକାରୀ ଯୂଲିଅ ପାଉଲଙ୍କୁ ରକ୍ଷା କରିବା ପାଇଁ ଗ୍ଭହିଁଲେ। ତେଣୁ ବନ୍ଦୀ ଲୋକମାନଙ୍କୁ ମାରିଦେବା ପାଇଁ ସେ ସୈନିକମାନଙ୍କୁ ଅନୁମତି ଦେଲେ ନାହିଁ। ସେ ପହଁରି ଜାଣିଥିବା ଲୋକଙ୍କୁ ସମୁଦ୍ରକୁ ଡେଇଁ ପଡ଼ି ପହଁରି ପହଁରି କୂଳକୁ ଯିବା ପାଇଁ ଆଦେଶ ଦେଲେ। 44 ସେ ଅନ୍ୟମାନଙ୍କୁ ଜାହାଜର କୌଣସି କାଠ ପଟା ବା ଭଙ୍ଗା ଅଂଶକୁ ଧରି ବା ଭେଳା ସାହାଯ୍ୟରେ କୂଳକୁ ଯିବା ପାଇଁ କହିଲେ। ଏହିପରି ଭାବରେ ସମସ୍ତେ ନିରାପଦରେ କୂଳରେ ଆସି ପହଞ୍ଚିଲେ। କାହାର ମୃତ୍ୟୁ ହେଲା ନାହିଁ।

Oriya Bible: Easy-to-Read Version (ERV-OR)

2010 by World Bible Translation Center