Old/New Testament
ବିଭିନ୍ନ ଗୋଷ୍ଠୀ ସମ୍ବନ୍ଧରେ ବାର୍ତ୍ତା
46 ବିଭିନ୍ନ ଗୋଷ୍ଠୀଗଣ ବିଷୟରେ ସଦାପ୍ରଭୁଙ୍କର ଏହିସବୁ ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।
ମିଶର ସମ୍ବନ୍ଧରେ ବାର୍ତ୍ତା
2 ମିଶର ଦେଶ ସମ୍ବନ୍ଧରେ ଏହି ବାର୍ତ୍ତା। ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର, ମିଶରର ରାଜା ଫାରୋ-ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟ ସାମନ୍ତ ବିଷୟକ କଥା।
3 “ତୁମ୍ଭେମାନେ ଚର୍ମରେ ଢାଲ ଓ ଫଳକ ପ୍ରସ୍ତୁତ କର
    ଓ ଯୁଦ୍ଧ କରିବା ଲାଗି ଅଗ୍ରସର ହୁଅ।
4 ହେ ଅଶ୍ୱାରୋହୀଗଣ,
    ତୁମ୍ଭେମାନେ ଅଶ୍ୱଗଣକୁ ସଜ୍ଜିତ କରି ଆରୋହଣ କର।
ମସ୍ତକରେ ଶିରସ୍ତ୍ରାଣ ପିନ୍ଧି ଠିଆ ହୁଅ।
    କଲମକୁ ଧାରୁଆ କର ଓ ସାଞ୍ଜୁ ପିନ୍ଧ।
5 ଆମ୍ଭେ କ’ଣ ଦେଖୁଅଛୁ?
    ସେମାନେ ଉଦ୍ବିଗ୍ନ ହୋଇ ପଛକୁ ଫେରୁଛନ୍ତି।
ସେମାନଙ୍କର ବୀରଗଣ
    ପରାସ୍ତ ହୋଇଛନ୍ତି
ଓ ପଛକୁ ନ ଗ୍ଭହିଁ
    ଶୀଘ୍ର ଶୀଘ୍ର ପଳାୟନ କରୁଛନ୍ତି।
    ସେମାନଙ୍କ ଚତୁର୍ଦ୍ଦିଗରେ ଆଶଙ୍କା ଭରି ଯାଇଛି।”
ସଦାପ୍ରଭୁ ଏହିସବୁ କହନ୍ତି।
6 “ଦ୍ରୁତଗାମୀ ଲୋକ ପଳାୟନ କରି ପାରିବେ ନାହିଁ,
    କିଅବା ବୀର ପୁରୁଷଗଣ ରକ୍ଷା ପାଇପାରିବେ ନାହିଁ।
ଉତ୍ତର ଦିଗରେ ଫରାତ୍ ନଦୀ ନିକଟରେ ସେମାନେ ଝୁଣ୍ଟି ପଡ଼ିବେ
    ଓ ସେମାନଙ୍କର ପତନ ହେବ।
7 ସେ କିଏ ଯେ କି ନୀଳନଦୀପରି ଉଠୁଅଛି
    ଓ ନଦୀ ସମୂହର ଜଳରାଶି ତୁଲ୍ୟ ଉତ୍କ୍ଷିପ୍ତ ହେଉଅଛି?
8 ଏହା ହେଉଛି ମିଶର ଯେ କି ନୀଳନଦୀ ତୁଲ୍ୟ ଉଠୁଅଛି।
    ତା'ର ଜଳରାଶି ନଦୀ ସମୂହର ତୁଲ୍ୟ ଉତ୍କ୍ଷିପ୍ତ ହେଉଅଛି।
ଆଉ ସେ କହୁଅଛି, ‘ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକୁ ପ୍ଳାବିତ କରିବି,
    ମୁଁ ନଗର ସମୂହକୁ ଓ ତନ୍ନିବାସୀ ଲୋକମାନଙ୍କୁ ନଷ୍ଟ କରିବି।’
9 ହେ ଅଶ୍ୱାରୋହୀଗଣ, ଅଗ୍ରସର ହୁଅ।
    ହେ ରଥାରୋହୀଗଣ ଦ୍ରୁତଗତିରେ ରଥ ଗ୍ଭଳନା କର,
ହେ ବୀରଗଣ, ଆଗେଇ ଗ୍ଭଲ। ତୁମ୍ଭମାନଙ୍କର ଢାଲ ଧର।
    କୁଶ୍, ପୁଟ୍ରୁ ଓ ଲୁଦୀୟରୁ ଆସିଥିବା ଢାଲବାହକଗଣ,
    ତୁମ୍ଭେମାନେ ଧନୁରେ ଭଲଭାବରେ ଗୁଣ ଦିଅ।
10 “କିନ୍ତୁ ସେତେବେଳେ ଆମ୍ଭର ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ପ୍ରତିଶୋଧ ନେବେ
    ଓ ସେହି ଦିନ ବିପକ୍ଷମାନଙ୍କୁ ପ୍ରତିଫଳ ଦେବେ।
ଖଡ଼୍ଗ ସମସ୍ତଙ୍କୁ ନିଃଶେଷ କରି ତୃପ୍ତ ହେବ
    ଓ ସେମାନଙ୍କର ରକ୍ତ ପାନକରି ତୃଷା ନିବାରଣ କରିବ।
କାରଣ ଉତ୍ତର ଦେଶରେ ଫରାତ୍ ନଦୀ ନିକଟରେ
    ଆମ୍ଭମାନଙ୍କର ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଯଜ୍ଞସ୍ଥଳୀ ଅଛି।
11 “ହେ ମିଶରର ଅନୂଢ଼ା କନ୍ୟା, ତୁମ୍ଭେ ଗିଲିୟଦଠାରୁ ଔଷଧ ନିଅ।
    ମାତ୍ର ତୁମ୍ଭେ ଯାହା ଔଷଧ ନେଲେ ମଧ୍ୟ ତାହା ବ୍ୟର୍ଥ ହେବ,
    ତୁମ୍ଭେ ଆରୋଗ୍ୟ ହେବ ନାହିଁ।
12 ଗୋଷ୍ଠୀଗଣ ତୁମ୍ଭର କ୍ରନ୍ଦନ ଶୁଣିବେ।
    ତୁମ୍ଭର କାତରୋକ୍ତିରେ ପୃଥିବୀ ପରିପୂର୍ଣ୍ଣ ହେବ।
କାରଣ ‘ବୀର ସୈନିକ’ ଅନ୍ୟ ଜଣେ ‘ବୀର ସୈନିକ’ ଉପରେ ଝୁଣ୍ଟି ପଡ଼ିବ
    ଓ ସେ ଦୁହେଁ ଏକତ୍ର ପଡ଼ିବେ।”
13 ବାବିଲର ରାଜା ନବୂଖଦ୍ନିତ୍ସର ମିଶର ଦେଶକୁ ଆସି ତାକୁ ପରାସ୍ତ କରିବା କଥା ସଦାପ୍ରଭୁ ଭବିଷ୍ୟଦ୍ବକ୍ତା ଯିରିମିୟଙ୍କୁ କହିଲେ,
14 “ତୁମ୍ଭେମାନେ ମିଶରରେ ପ୍ରଗ୍ଭର କର,
    ମିଗ୍ଦୋଲରେ ଘୋଷଣା କର,
    ଆଉ ନୋଫ ଓ ତଫନ୍ହେଷରେ କୁହ,
‘ତୁମ୍ଭେମାନେ ଯୁଦ୍ଧ ପାଇଁ ଠିଆ ହୁଅ ଓ ଆପଣାକୁ ପ୍ରସ୍ତୁତ କର।
    କାରଣ ଖଡ଼୍ଗ ତୁମ୍ଭ ଗ୍ଭରିଆଡ଼େ ଲୋକମାନଙ୍କୁ ବିନାଶ କରିଗ୍ଭଲିଛି।’
15 “ହେ ମିଶର, ତୁମ୍ଭର ବଳବାନ୍ ଲୋକମାନେ ମୃତ୍ୟୁବରଣ କରିବେ
    ଓ ସେମାନେ ସ୍ଥିର ହୋଇ ଛିଡ଼ା ହୋଇ ପାରିବେ ନାହିଁ।
    କାରଣ ସଦାପ୍ରଭୁ ସେମାନଙ୍କୁ ତଳେ ଠେଲି ପକାଇ ଦେବେ।
16 ସେହି ସୈନ୍ୟଗଣ ପରସ୍ପର ଉପରେ ଝୁଣ୍ଟି ପଡ଼ିବେ।
    ସେମାନେ ପୁଣି କହିବେ,
‘ଉଠ, ଆମ୍ଭେମାନେ ଖଡ଼୍ଗରୁ ରକ୍ଷା ପାଇବା ପାଇଁ
    ଆପଣା ଲୋକମାନଙ୍କ ନିକଟକୁ ପଳାଇଯିବା
ଓ ଆପଣା ଜନ୍ମଭୂମିକୁ
    ପୁନର୍ବାର ଫେରିଯିବା।’
17 ସେମାନଙ୍କ ଜନ୍ମଭୂମିରେ ଲୋକମାନେ କହିବେ,
    ‘ଫାରୋ କେବଳ ଜଣେ ଅହଙ୍କାରୀ,
    ଯିଏ କି ଉତ୍ତମ ସୁଯୋଗ ହାତଛଡ଼ା କରନ୍ତି।”’
18 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି,
    “ମୁଁ ଜୀବିତ ଥିବା ପ୍ରମାଣେ ଜଣେ ଆସୁଅଛି,
ଯିଏ କି ତାବୋର ପର୍ବତ ସଦୃଶ ମହାନ
    କିଅବା ସମୁଦ୍ର ନିକଟସ୍ଥ କର୍ମିଲ ପର୍ବତ ସଦୃଶ।
19 ହେ ମିଶରର କନ୍ୟା,
    ତୁମ୍ଭେ ନିର୍ବାସନ ଯିବା ପାଇଁ ନିଜକୁ ପ୍ରସ୍ତୁତ କର।
କାରଣ ନୋଫ ଧ୍ୱଂସପ୍ରାପ୍ତ
    ଓ ଦଗ୍ଧିଭୂତ ହେବ।
    ସେଠାରେ କେହି ଲୋକ ବାସ କରିବେ ନାହିଁ।
20 “ମିଶର ଗୋଟିଏ ସୁନ୍ଦରୀ ତରୁଣୀ ଗାଭୀପରି,
    ମାତ୍ର ଡାଆଁଶ ସଦୃଶ ଉତ୍ତର ଦିଗରୁ କଲ୍ଦୀୟମାନେ ତାକୁ ବିନାଶ କରିବାକୁ ଆସିବେ।
21 ଆହୁରି ମିଶରର ବେତନଗ୍ରାହୀ ସୈନ୍ୟମାନେ ଗୋଶାଳାର ଗୋବତ୍ସ ତୁଲ୍ୟ।
    ସେମାନେ ପଳାୟନ କରିବେ।
    ସେମାନେ ଆକ୍ରମଣର ସମ୍ମୁଖୀନ ହୋଇ ପାରିବେ ନାହିଁ।
କାରଣ ସେମାନଙ୍କର ବିପଦର ଦିନ ଆସୁଅଛି
    ଓ ସେମାନେ ଖୁବ୍ ଶୀଘ୍ର ସେମାନଙ୍କର ପ୍ରତିଫଳ ପାଇବେ।
22 ମିଶର ସର୍ପତୁଲ୍ୟ ଶବ୍ଦକରି
    ପଳାଇବାକୁ ଚେଷ୍ଟା କରିବ।
ମାତ୍ର ଶତ୍ରୁଗଣ ତା'ର ନିକଟରୁ
    ନିକଟତର ହେବେ।
ସେମାନେ କାଠ କଟାଳୀ ସଦୃଶ କୁହ୍ରାଡ଼ି ନେଇ
    ତା’ ବିରୁଦ୍ଧରେ ଆକ୍ରମଣ କରିବେ।”
23 ସଦାପ୍ରଭୁ କହନ୍ତି,
    “ମିଶରର ସୈନ୍ୟ ଅରଣ୍ୟ ସଦୃଶ।
ଅଗଣିତ ହେଲେ ହେଁ
    ଶତ୍ରୁସୈନ୍ୟ ସେମାନଙ୍କୁ ହାଣି ପକାଇବେ।
କାରଣ ଶତ୍ରୁସୈନ୍ୟ ପଙ୍ଗପାଳ ଅପେକ୍ଷା
    ଅନେକ ଓ ଅସଂଖ୍ୟ ଅଟନ୍ତି।
24 ମିଶର ଲଜ୍ଜିତା ହେବ।
    ସେ ଉତ୍ତର ଦେଶୀୟ ଲୋକମାନଙ୍କ ହସ୍ତରେ ସମର୍ପିତ ହେବ।”
25 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, “ଦେଖ, ଆମ୍ଭେ ନୋ ଦେଶୀୟ ଅମୋନକୁ, ଫାରୋ, ମିଶର, ତାହାର ଦେବଗଣ ଓ ରାଜଗଣକୁ, ଆଉ ଫାରୋଙ୍କ ଶରଣାପନ୍ନ ସମସ୍ତଙ୍କୁ ଦଣ୍ଡ ଦେବା। 26 ପୁଣି ସେମାନଙ୍କର ପ୍ରାଣନାଶକାରୀ ଲୋକମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ଦାସମାନଙ୍କ ହସ୍ତରେ ଆମ୍ଭେ ସେମାନଙ୍କୁ ସମର୍ପଣ କରିବା।”
ପୁଣି ସଦାପ୍ରଭୁ କହନ୍ତି, “ପୂର୍ବକାଳରେ ମିଶର ଯେଉଁପରି ଶାନ୍ତିରେ ବାସ କରୁଥିଲା, ଏହି ଦୁଃସମୟ ପରେ ସେ ପୁନର୍ବାର ଶାନ୍ତିରେ ରହିବ।”
ଉତ୍ତର ଇସ୍ରାଏଲ ପାଇଁ ଏକ ବାର୍ତ୍ତା
27 “ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ
    କିଅବା ହେ ଇସ୍ରାଏଲ ତୁମ୍ଭେ ନିରାଶ ହୁଅ ନାହିଁ।
ଆମ୍ଭେ ଦୂର ଦେଶରୁ ତୁମ୍ଭକୁ ଓ ବନ୍ଦୀ ଅବସ୍ଥାରୁ
    ତୁମ୍ଭ ବଂଶକୁ ଉଦ୍ଧାର କରିବା।
ତହିଁରେ ଯାକୁବ ଫେରି ଆସି ନିର୍ଭୟ ଓ ନିଶ୍ଚିତରେ ରହିଲା।
    ଆଉ କେହି ତାହାକୁ ଭୟ ଦେଖାଇଲେ ନାହିଁ।”
28 ସଦାପ୍ରଭୁ କହନ୍ତି,
“ହେ ମୋର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ।
    କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ,
ଯେଉଁମାନଙ୍କରୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ,
    ଆମ୍ଭେ ସେମାନଙ୍କୁ ସଂହାର କରିବା।
    ମାତ୍ର ଆମ୍ଭେ ତୁମ୍ଭକୁ ସଂହାର କରିବା ନାହିଁ।
ଆମ୍ଭେ ତୁମ୍ଭକୁ ବିବେଚନା ପୂର୍ବକ ଶାସ୍ତି ଦେବା।
    ମାତ୍ର ତୁମ୍ଭକୁ ଦଣ୍ଡ ନ ଦେଇ
    ଛାଡ଼ିବା ନାହିଁ।”
ପଲେଷ୍ଟୀୟମାନଙ୍କ ବିଷୟରେ ଏକ ବାର୍ତ୍ତା
47 ଫାରୋ ଘସା ନଗର ଆକ୍ରମଣ କରିବା ପୂର୍ବରୁ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମିୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା।
2 ସଦାପ୍ରଭୁ କହନ୍ତି,
“ଦେଖ, ଉତ୍ତର ଦିଗରୁ ଶତ୍ରୁସୈନ୍ୟ କୂଳ
    ଲଙ୍ଘନ କରି ନଦୀକୂଳ ଉଚ୍ଛୁଳିଲା ପରି ଆସୁଅଛି,
ତାହା ପ୍ଳାବନକାରୀ ବନ୍ୟା ସଦୃଶ ସମଗ୍ର ଦେଶ, ତନ୍ମଧ୍ୟସ୍ଥ ସମସ୍ତ ବସ୍ତ୍ର,
    ନଗର ଓ ତନ୍ନିବାସୀମାନଙ୍କୁ ଜଳମଗ୍ନ କରିବ।
ତହିଁରେ ଲୋକମାନେ କ୍ରନ୍ଦନ କରିବେ
    ଓ ସାହାଯ୍ୟ ପାଇଁ ହାହାକାର କରିବେ।
3 “ସେମାନେ ଧାବମାନ ଅଶ୍ୱଗଣର ଖୁରା ଶବ୍ଦ,
    ରଥସମୂହର ଗ୍ଭଳନା ଶବ୍ଦ ଓ ଚକ୍ରର ଘର୍ଘର ଶବ୍ଦ ଶୁଣିବେ।
ପିତୃଗଣ ଏତେ ଦୁର୍ବଳ ହେବେ ଯେ
    ସେମାନେ ସେମାନଙ୍କର ପିଲାମାନଙ୍କୁ ସାହାଯ୍ୟ କରିବେ ନାହିଁ।
4 ଏହା ସମସ୍ତ ପଲେଷ୍ଟୀୟମାନଙ୍କର ଧ୍ୱଂସର ସମୟ,
    ସୋର ଓ ସୀଦୋନର ସହକାରୀ ପ୍ରତ୍ୟେକ ଅବଶିଷ୍ଟ ଲୋକଙ୍କୁ ଉଚ୍ଛିନ୍ନ କରିବାର ସମୟ ଆସୁଅଛି।
ଯେହେତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର
    ଓ କପ୍ତୋର ଦ୍ୱୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ୱ ହରଣ କରିବେ।
5 ଘସାର ଲୋକମାନେ ଦୁଃଖିତ ହୋଇ ସେମାନଙ୍କର ମସ୍ତକ ଟାଙ୍ଗରା କରିଛନ୍ତି।
    ଅସ୍କିଲୋନର ଲୋକମାନେ ଏବଂ ତଳଭୂମିର ଅବଶିଷ୍ଟାଂଶ ଲୋକ ନୀରବ ହୋଇଅଛନ୍ତି।
    ତୁମ୍ଭେମାନେ କେତେକାଳ ପର୍ଯ୍ୟନ୍ତ ନିଜକୁ କାଟିବ?
6 “ହେ ସଦାପ୍ରଭୁଙ୍କ ଖଡ଼୍ଗ,
    ତୁମ୍ଭେ କେତେ କାଳପରେ ଯୁଦ୍ଧରୁ କ୍ଷାନ୍ତ ହେବ?
ତୁମ୍ଭେ ଆପଣା କୋଷରେ ପ୍ରବେଶ କର,
    ଶାନ୍ତ ଓ ସ୍ଥିର ହୁଅ।
7 ମାତ୍ର ସଦାପ୍ରଭୁଙ୍କ ଖଡ଼୍ଗ କିପରି କ୍ଷାନ୍ତ ହେବ?
    ସଦାପ୍ରଭୁ ତାଙ୍କୁ ଆଜ୍ଞା ଦେଇଅଛନ୍ତି।
ସେ ଅସ୍କିଲୋନ୍ ବିରୁଦ୍ଧରେ
    ଓ ସମୁଦ୍ର ତୀର ବିରୁଦ୍ଧରେ ତାହାକୁ ନିଯୁକ୍ତ କରିଅଛନ୍ତି।”
6 ଅତଏବ ଖ୍ରୀଷ୍ଟଙ୍କ ବିଷୟରେ ପ୍ରାରମ୍ଭିକ ଶିକ୍ଷାର ସମାପ୍ତି ଘଟାଇବା ଦରକାର। ଆମ୍ଭେ ଯେଉଁସବୁ କାର୍ଯ୍ୟ କରିବା ଆରମ୍ଭ କରିଛୁ, ତହିଁରୁ ପଶ୍ଚାତ୍ପଦ ହେବା ନାହିଁ। ଯେତେବେଳେ ଆମ୍ଭେ ଖ୍ରୀଷ୍ଟଙ୍କଠାରେ ଆମ୍ଭ ଜୀବନ ଆରମ୍ଭ କରିଲୁ, ଆମ୍ଭେମାନେ ମନ୍ଦକର୍ମରୁ ବିମୁଖ ହୋଇ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲୁ। 2 ସେତେବେଳେ ଆମ୍ଭେ ବାପ୍ତିସ୍ମ ବିଷୟରେ ଲୋକଙ୍କୁ ହସ୍ତାର୍ପଣ କରିବା ବିଷୟରେ, ମୃତ୍ୟୁରୁ ପୁନରୁତ୍ଥିତ ହେବା ବିଷୟରେ ଓ ଶେଷ ବିଗ୍ଭର ବିଷୟରେ ଶିକ୍ଷା ପାଇଥିଲୁ। କିନ୍ତୁ ଏବେ ଆମ୍ଭେ ସିଦ୍ଧିଲାଭ କରିବାକୁ ଅଗ୍ରସର ହେବା ଉଚିତ୍। 3 ହଁ ଯଦି ପରମେଶ୍ୱର ଅନୁମତି ଦିଅନ୍ତି, ଆମ୍ଭେ ଏପରି କରିବା।
4-6 ଲୋକମାନେ ଖ୍ରୀଷ୍ଟଙ୍କ ମାର୍ଗ ଛାଡ଼ି ଦେଲା ପରେ କ’ଣ ତୁମ୍ଭେମାନେ ସେମାନଙ୍କ ଜୀବନ କେବେ ପରିବର୍ତ୍ତନ କରି ପାରିବ? ଯେଉଁମାନେ ସତ୍ୟର ଶିକ୍ଷା ପାଇ ସାରିଛନ୍ତି ମୁଁ ସେମାନଙ୍କୁ ଏହା କହୁଛି। ସେମାନେ ପରମେଶ୍ୱରଙ୍କ ଦାନ ପ୍ରାପ୍ତ କରି, ଓ ପବିତ୍ରଆତ୍ମାଙ୍କ ସହଭାଗୀ ହୋଇଛନ୍ତି। ସେମାନେ ପରମେଶ୍ୱରଙ୍କ କଥା ଶୁଣିଲେ ଓ ପରମେଶ୍ୱରଙ୍କ ଭାବୀଜଗତର ମହାନ୍ ଶକ୍ତି ଗୁଡ଼ିକୁ ଦେଖିଥିଲେ। ସେମାନେ ତହିଁର ଉତ୍ତମତା ଜୀବନରେ ଉପଲବ୍ଧି କରିଛନ୍ତି। କିନ୍ତୁ ତା'ପରେ ମଧ୍ୟ ସେମାନେ ଖ୍ରୀଷ୍ଟଙ୍କ ମାର୍ଗ ଛାଡ଼ିଛନ୍ତି। ସେମାନେ ଯୀଶୁଙ୍କୁ ପୁନର୍ବାର କ୍ରୁଶରେ ଚଢ଼ାଇ କଣ୍ଟା ମାରୁଛନ୍ତି। ସେମାନେ ସମସ୍ତଙ୍କ ଆଗରେ ଯୀଶୁ ଖ୍ରୀଷ୍ଟଙ୍କୁ ଅପମାନିତ କରୁଛନ୍ତି।
7 ସେ ଲୋକମାନେ ହେଉଛନ୍ତି ପ୍ରଚୁର ବୃଷ୍ଟି ହେଉଥିବା କ୍ଷେତ୍ର ସଦୃଶ। କୃଷକ ଲୋକମାନଙ୍କ ପାଇଁ ଶସ୍ୟ ଉତ୍ପନ୍ନ କରିବା ନିମନ୍ତେ ସେହି କ୍ଷେତ୍ରର ରକ୍ଷଣ ବେକ୍ଷଣ କରେ। ଯଦି ସେହି କ୍ଷେତ୍ର ଲୋକମାନଙ୍କ ପାଇଁ ଉପଯୋଗୀ ଫସଲ ଉତ୍ପନ୍ନ କରେ, ତାହା, ପରମେଶ୍ୱରଙ୍କର ଆଶୀର୍ବାଦ ପାଏ। 8 କିନ୍ତୁ ଯଦି ସେହି କ୍ଷେତ୍ର କଣ୍ଟା ଓ ଅନାବନା ଘାସ ଉତ୍ପନ୍ନ କରେ, ତା'ହେଲେ ତାହା ଅକାମୀ ଅଟେ। ସେହି ଭୂମି ପରମେଶ୍ୱରଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ଅଭିଶପ୍ତ ହୁଏ, ଓ ଶେଷରେ ତାହା ଅଗ୍ନି ଦ୍ୱାରା ବିନଷ୍ଟ ହେବ।
9 ପ୍ରିୟ ମିତ୍ରଗଣ! ଆମ୍ଭେ ତୁମ୍ଭମାନଙ୍କୁ ଏହି କଥା କହୁଛୁ। କିନ୍ତୁ ପ୍ରକୃତରେ ଆମ୍ଭେ ତୁମ୍ଭମାନଙ୍କଠାରୁ ଅଧିକ ଉତ୍ତମ ବିଷୟ ଆଶା କରୁ। ଆମ୍ଭେ ନିଶ୍ଚିତ ଯେ ତୁମ୍ଭେମାନେ ପରିତ୍ରାଣର କଥା ଆମ୍ଭକୁ କହିବ। ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କୁ ସାହାଯ୍ୟ କରି ଯେଉଁ ପ୍ରେମଭାବ ପ୍ରଦର୍ଶିତ କରିଛ, ସେହି ଭଲ କାମକୁ ପରମେଶ୍ୱର ସଦାସର୍ବଦା ମନେ ରଖିବେ। 10 ପରମେଶ୍ୱର ହେଉଛନ୍ତି ନ୍ୟାୟୀ। ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କୁ ସାହାଯ୍ୟ କରି ଗ୍ଭଲିଛ, ଏ କଥା ସେ ମନେ ରଖିବେ। 11 ଆମ୍ଭେ ଗ୍ଭହୁଁ ଯେ ତୁମ୍ଭମାନଙ୍କ ଭିତରୁ ପ୍ରତ୍ୟେକ ଜୀବନସାରା ସେହିଭଳି କଠୋର ପରିଶ୍ରମ କରୁଥାଅ। ତେବେ ତୁମ୍ଭେମାନେ ତୁମ୍ଭର ପ୍ରତ୍ୟାଶିତ ମହତ୍ ବିଷୟ ଲାଭ କରିବ। 12 ତୁମ୍ଭେମାନେ ଆଳସ୍ୟପରାୟଣ ନ ହୋଇ ଯେପରି ପରମେଶ୍ୱରଙ୍କ ପ୍ରତିଜ୍ଞାତ ବିଷୟ ପ୍ରାପ୍ତ ହୋଇଥିବା ଲୋକମାନଙ୍କ ପରି ହୁଅ, ଏ କଥା ଆମ୍ଭେ ଗ୍ଭହୁଁ। ସେମାନେ ତାହାଙ୍କର ବିଶ୍ୱାସ ଓ ଧୈର୍ଯ୍ୟ ହେତୁରୁ ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀ ହେଉଛନ୍ତି।
13 ପରମେଶ୍ୱର ଅବ୍ରହାମଙ୍କୁ ପ୍ରତିଜ୍ଞା ଦେଇଥିଲେ। ପରମେଶ୍ୱରଙ୍କ ବ୍ୟତୀତ ମହାନ ଲୋକ ଆଉ କେହି ନାହାନ୍ତି। ଅତଏବ ପରମେଶ୍ୱର ନିଜ ନାମରେ ଯାହା ପ୍ରତିଜ୍ଞା କରିଛନ୍ତି, ତାହା ସାଧନା କରିବେ ବୋଲି କହିଛନ୍ତି। 14 ପରମେଶ୍ୱର କହିଲେ: “ମୁଁ ଅବଶ୍ୟ ତୁମ୍ଭକୁ ଆଶୀର୍ବାଦ କରିବି। ମୁଁ ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବି।”(A) 15 ଅବ୍ରହାମ ଧୈର୍ଯ୍ୟପୂର୍ବକ ଏହା ଘଟିବା ପାଇଁ ଅପେକ୍ଷା କଲେ। ଓ ପରେ ସେ ପରମେଶ୍ୱରଙ୍କ ପ୍ରତିଜ୍ଞାନୁସାରେ ଫଳପ୍ରାପ୍ତ ହେଲେ।
16 ମନୁଷ୍ୟମାନେ ନିଜ ଅପେକ୍ଷା ମହତ୍ ଲୋକର ନାମ ନେଇ ଶପଥ କରିଥା’ନ୍ତି। ଏହା ଦ୍ୱାରା ସେମାନଙ୍କର କଥାର ସତ୍ୟତା ପ୍ରମାଣିତ ହୁଏ ଓ ସେମାନଙ୍କ ବିବାଦର ନିଷ୍ପତ୍ତି ହୁଏ। 17 ପରମେଶ୍ୱର ନିଜ ପ୍ରତିଜ୍ଞାର ସତ୍ୟତା ପ୍ରମାଣିତ କରିବା ପାଇଁ ଇଚ୍ଛା କଲେ। ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ପ୍ରମାଣିତ କରିବାକୁ ଇଚ୍ଛା କଲେ। ସେ ସେମାନଙ୍କୁ ସ୍ପଷ୍ଟ ଭାବରେ ବୁଝାଇ ଦେବାକୁ ଗ୍ଭହିଁଲେ ଯେ ତାଙ୍କର ଯୋଜନାରେ କୌଣସି ପରିବର୍ତ୍ତନ ଘଟେ ନାହିଁ। କାରଣ ପରମେଶ୍ୱର ଯାହା କହନ୍ତି, ତାହା ନିଶ୍ଚିତ ହେବ ଏବଂ ଏହା ପ୍ରମାଣିତ କରିବାକୁ ସେ ପ୍ରତିଜ୍ଞା ସହ ଶପଥ ମଧ୍ୟ କରନ୍ତି। 18 ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତେବେଳେ ପରମେଶ୍ୱର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲାବେଳେ ମଧ୍ୟ ସେ ମିଛ କହି ପାରନ୍ତି ନାହିଁ।
ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ୱରଙ୍କ ପାଖକୁ ଆସିଛନ୍ତି, ସେମାନଙ୍କୁ ଉକ୍ତ କଥା ସାନ୍ତ୍ୱନା ପ୍ରଦାନକରେ ଓ ପରମେଶ୍ୱରଙ୍କ ଭରସାରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ। 19 ଆମ୍ଭର ସେହି ଭରସା ଗୋଟିଏ ଲଙ୍ଗର ଭଳି ନିଶ୍ଚିତ ଓ ସୁଦୃଢ଼। ଏହା ମନ୍ଦିରର ପରଦା ଆଢ଼ୁଆଳରେ ଥିବା ପବିତ୍ର ସ୍ଥାନରେ ପ୍ରବେଶ କରି ଆମ୍ଭର ଆତ୍ମାକୁ ସୁରକ୍ଷିତ ରଖେ। 20 ଯୀଶୁ ଆଗରୁ ସେଠାକୁ ଯାଇ ସାରିଛନ୍ତି, ଓ ଆମ୍ଭ ପାଇଁ ପଥ ଉନ୍ମୁକ୍ତ କରିଛନ୍ତି। ମଲ୍କୀଷେଦକଙ୍କ ଭଳି ଯୀଶୁ ଅନନ୍ତକାଳୀନ ମହାଯାଜକ ଅଟନ୍ତି।
2010 by World Bible Translation Center