Revised Common Lectionary (Complementary)
ପଞ୍ଚମ ପୁସ୍ତକ
(ଗୀତସଂହିତା 107–150)
107 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମହାନ।
ତାଙ୍କର ଦୟା ଅନନ୍ତକାଳସ୍ଥାୟୀ।
2 ପ୍ରତ୍ୟେକ ବ୍ୟକ୍ତି ଯେଉଁମାନଙ୍କୁ ସଦାପ୍ରଭୁ ରକ୍ଷା କରିଛନ୍ତି, କହିବା ଉଚିତ୍।
ସଦାପ୍ରଭୁ ସେମାନଙ୍କର ଶତ୍ରୁମାନଙ୍କଠାରୁ ସେମାନଙ୍କୁ ରକ୍ଷା କରିଛନ୍ତି।
3 ବିଭିନ୍ନ ଦେଶମାନଙ୍କରୁ ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଏକତ୍ରିତ କଲେ।
ସେ ସେମାନଙ୍କୁ ପୂର୍ବ, ପଶ୍ଚିମ, ଉତ୍ତର ଓ ନଦୀ ସମୁଦ୍ର ସ୍ଥାନରୁ ଏକତ୍ରିତ କଲେ।
23 କେତେକ ଲୋକ ସେମାନଙ୍କର କାର୍ଯ୍ୟ ପାଇଁ
ନୌକାରେ ସମୁଦ୍ର ପାର ହୁଅନ୍ତି।
24 ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ
ଓ ସମୁଦ୍ର ଜଳରେ ତାଙ୍କର ଅଦ୍ଭୂତ କାର୍ଯ୍ୟ ଦେଖନ୍ତି।
25 ପରମେଶ୍ୱର ଆଜ୍ଞା କଲେ ଏବଂ ପ୍ରବଳ ବାୟୁ ଉଠି ଆସିଲା।
ଢେଉଗୁଡ଼ିକ ସମୁଦ୍ରର ଦୁଇଗୁଣ ଉପର ଉଚ୍ଚରେ ଆସିଲା।
26 ସେମାନେ ସେହି ଢେଉରେ ଆକାଶକୁ ଉଠିଲେ
ଓ ଏହା ପରେ ଜଳଗର୍ଭକୁ ଖସିଲେ।
ଝଡ଼ ଏତେ ବିପଦପୂର୍ଣ୍ଣ ଥିଲା ଯେ, ସେମାନେ ସେମାନଙ୍କର ସାହସ ହରାଇଲେ।
27 ସେମାନେ ମତ୍ତଲୋକ ପରି ଏକଡ଼ ସେକଡ଼ ଦୋହଲନ୍ତି।
ଏବଂ ସେମାନଙ୍କର ବୁଦ୍ଧି ହଜିଯାଏ।
28 ତେବେ ସେମାନେ ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କଠାରେ ସହାୟତା ପାଇଁ କାକୁକ୍ତି କଲେ
ଏବଂ ତହିଁରେ ପରମେଶ୍ୱର ସେମାନଙ୍କୁ ସଙ୍କଟରୁ ଉଦ୍ଧାର କଲେ।
29 ପରମେଶ୍ୱର ବତାସକୁ ସ୍ଥିର କଲେ
ଓ ସମୁଦ୍ରର ତରଙ୍ଗମାଳାକୁ ଶାନ୍ତ କଲେ।
30 ସମୁଦ୍ର ଶାନ୍ତ ହୋଇଗଲା ବୋଲି ନାବିକମାନେ ଖୁସୀ ହେଲେ,
କାରଣ ସେମାନେ ଯେଉଁଠାକୁ ଯିବାକୁ ଗ୍ଭହିଁଥିଲେ ପରମେଶ୍ୱର ତାଙ୍କୁ ପୋତାଶ୍ରୟକୁ ନିରାପଦରେ ଆଗେଇ ନେଲେ।
31 ସେମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ପାଇଁ ତାଙ୍କୁ ଧନ୍ୟବାଦ କର,
ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି ବୋଲି।
32 ଲୋକମାନଙ୍କ ମହାସଭାରେ ପରମେଶ୍ୱରଙ୍କର ପ୍ରଶଂସା କରିବା ଉଚିତ୍
ଓ ପ୍ରାଚୀନବର୍ଗମାନଙ୍କ ସଭାରେ ତାଙ୍କ ପ୍ରଶଂସା କରିବା ଉଚିତ୍।
21 “ଅତୀତରେ ଲୋକେ ମୋ’ କଥାକୁ ନୀରବରେ ଶୁଣୁଥିଲେ।
ଯେତେବେଳେ ସେମାନେ ମୋ’ ପାଖକୁ କୌଣସି ଉପଦେଶ ପାଇଁ ଆସୁଥିଲେ।
22 ମୁଁ ମୋର ବକ୍ତବ୍ୟ ସମାପ୍ତି କଲାପରେ ଲୋକମାନେ ସମସ୍ତ ବିଷୟରେ ଶୁଣି ପାରିଲେ, ପରେ ସେମାନଙ୍କର ଆଉ କିଛି କହିବାକୁ ନ ଥାଏ।
ମୋର ସମସ୍ତ କଥା ସେମାନଙ୍କ କାନକୁ ମୃଦୁ ଭାବରେ ପ୍ରବେଶ କରୁଥିଲା।
23 ଲୋକେ ବର୍ଷାକୁ ଅପେକ୍ଷା କଲାପରି ମୋ’ କଥା ଶୁଣିବାକୁ ଅପେକ୍ଷା କରୁଥିଲେ।
ଲୋକେ ମୋର କଥାକୁ ବସନ୍ତଋତୁର ବର୍ଷାଭଳି ପାନ କରୁଥିଲେ।
24 ମୁଁ ସେହି ଲୋକମାନଙ୍କ ସହିତ ହସିଲି ଏବଂ ସେମାନେ ତାହା ବିଶ୍ୱାସ କରି ପାରିଲେ ନାହିଁ।
ମୋର ହସ ଦ୍ୱାରା ସେମାନେ ଅଧିକ ଖୁସୀ ଅନୁଭବ କଲେ।
25 ମୁଁ ସେମାନଙ୍କର ନେତା ଥିଲେ ବି ସେମାନଙ୍କ ସଙ୍ଗରେ ମିଳିମିଶି ରହିବାକୁ ପସନ୍ଦ କରୁଥିଲି।
ମୁଁ ସୈନ୍ୟମାନଙ୍କ ମଧ୍ୟରେ ଜଣେ ରାଜା ଥିଲି।
ଯେଉଁମାନେ ଦୁଃଖରେ ଥିଲେ ସେମାନଙ୍କୁ ସାନ୍ତ୍ୱନା ପ୍ରଦାନ କରୁଥିଲି।
30 “କିନ୍ତୁ ବର୍ତ୍ତମାନ ଯେଉଁମାନେ ମୋ'ଠାରୁ ବୟସରେ ସାନ ସେମାନେ ମଧ୍ୟ ମୋତେ ପରିହାସ କରୁଛନ୍ତି।
ଆଉ ସେମାନଙ୍କ ପିତାଗଣ ଏଭଳି ଅଯୋଗ୍ୟ ଯେ ମୁଁ ସେମାନଙ୍କୁ ମୋ’ ମେଣ୍ଢା ପଲ ଜଗୁଥିବା କୁକୁରମାନଙ୍କ ସହିତ ରଖାଇବି ନାହିଁ।
2 ସେହି ଯୁବକମାନଙ୍କର ପିତାଗଣ ଏତେ ଦୁର୍ବଳ ଯେ ସେମାନେ ମୋତେ ସାହାଯ୍ୟ କରି ପାରିବେ ନାହିଁ।
ସେମାନେ ଆଦି ବୃଦ୍ଧ କ୍ଳାନ୍ତ, ସେମାନଙ୍କ ମାଂସପେଶୀରେ ଶକ୍ତି ସାମର୍ଥ ଆଉ ନାହିଁ।
3 ସେମାନେ ମଲା ମଣିଷ ଭଳି।
ସେମାନେ ଖାଦ୍ୟ ବିନା ଅନାହାରରେ ସଢ଼ୁଛନ୍ତି।
ବାଧ୍ୟ ହୋଇ ମରୁଭୂମିର ଶୁଖିଲା ଧୂଳିରେ ପେଟ ପୁରାଉଛନ୍ତି।
4 ସେମାନେ ମରୁଭୂମିରେ ଥିବା ଲୁଣିଆ ବୁଦାକୁ ଟାଣି ଆଣନ୍ତି
ଓ ରୋତମ ବୃକ୍ଷର ଚେର ଖାଇ ବଞ୍ଚନ୍ତି।
5 ସେମାନେ ବାଧ୍ୟ ହୋଇ ଅନ୍ୟମାନଙ୍କଠାରୁ ପଳାୟନ କରନ୍ତି।
ଗ୍ଭେରକୁ ଦେଖିଲା ପରି, ଲୋକମାନେ ସେମାନଙ୍କ ଉପରେ ପାଟି କରନ୍ତି।
6 ଶୁଖିଲା ନଦୀ ଶଯ୍ୟା, ପାହାଡ଼ ଗୁମ୍ଫା
ଓ ମାଟିରେ ଥିବା ଗାତରେ ସେମାନେ ରହିବାକୁ ବାଧ୍ୟ।
7 ସେମାନେ ବୁଦାରେ ରହି ଗଧପରି ବୋବାନ୍ତି
ଓ କଣ୍ଟାବୁଦା ତଳେ ରୁଣ୍ଡ ହୁଅନ୍ତି।
8 ସେମାନେ ଦଳେ ଅଯୋଗ୍ୟ ନାମହୀନ ଲୋକ।
ଯିଏ କି ବାଧ୍ୟ ହୋଇ ଦେଶ ଛାଡ଼ିଥିଲେ।
9 “ବର୍ତ୍ତମାନ ସେହି ଲୋକମାନଙ୍କର ପୁଅମାନେ ମୋତେ ନେଇ ପରିହାସ ସୂଚକ ଗୀତ ବୋଲନ୍ତି
ଏବଂ ମୋ’ ନାଁ ଏକ ଅପଶବ୍ଦରେ ପରିଣତ ହୋଇଛି।
10 ସେହି ଯୁବକମାନେ ମୋତେ ଘୃଣା କରନ୍ତି।
ମୋ'ଠାରୁ ଦୂରେଇ ଛିଡ଼ା ହୁଅନ୍ତି ଏବଂ ସେମାନେ ଭାବନ୍ତି ମୋ'ଠାରୁ ବହୁତ ଭଲ ଏପରିକି ସେମାନେ ମୋ’ ମୁହଁରେ ଛେପ ପକାନ୍ତି।
11 ପରମେଶ୍ୱର ମୋ’ ଧନୁରୁ ବାଣ କାଢ଼ି ନେଇଛନ୍ତି ଏବଂ ମୋତେ ଦୁର୍ବଳ କରି ଦେଇଛନ୍ତି।
ସେହି ଯୁବକମାନେ ସମସ୍ତ ପ୍ରକାର ଆକ୍ଷେପ କରନ୍ତି, ଯେତେବେଳେ ମୋତେ ଦେଖନ୍ତି।
12 ସେମାନେ ମୋର ଡାହାଣ ପଟରୁ ଆକ୍ରମଣ କରନ୍ତି।
ସେମାନେ ମୋର ପାଦକୁ ମୋ'ଠାରୁ ଠେଲି ଦିଅନ୍ତି
ଯାହା ମୁଁ ଗୋଟିଏ ଆକ୍ରାନ୍ତ ହୋଇଥିବା ସହର ମୋ’ ପାଚେରୀ ବିରୁଦ୍ଧରେ ସେମାନେ ମାଟିର ମଞ୍ଚ ନିର୍ମାଣ କରନ୍ତି।
13 ସେମାନେ ମୋର ରାସ୍ତାକୁ ଜଗନ୍ତି।
ମୁଁ ଯାହା ଫଳରେ ପଳାୟନ କରିପାରେ ନାହିଁ।
ମୋତେ ଧ୍ୱଂସ କରିବାରେ ସେମାନେ ସଫଳ ହୁଅନ୍ତି।
ସେମାନେ କାହାରି ସାହାଯ୍ୟ ଆବଶ୍ୟକ କରନ୍ତି ନାହିଁ।
14 ସେମାନେ ପାଚେରୀରେ ଏକ ସିନ୍ଧି କରନ୍ତି ଓ ଜୋର ଜବରଦସ୍ତ ସେହି ମଧ୍ୟଦେଇ ପ୍ରବେଶ କରନ୍ତି।
ଝଡ଼ର ତାଣ୍ଡବ ଲୀଳାରେ ସେମାନେ ସହଜରେ ଗତି କରନ୍ତି।
15 ମୁଁ ଭୟରେ ଥରୁଅଛି।
ବାୟୁ ଜିନିଷସବୁକୁ ଉଡ଼ାଇ ନେଲାଭଳି ସେମାନେ ମୋର ସମ୍ମାନକୁ ଉଡ଼େଇ ନେଉଛନ୍ତି।
ମେଘଭଳି ମୋର ନିରାପତ୍ତା ହଜିଯାଉଛି।
ପାଉଲଙ୍କ ଯିରୁଶାଲମ ଯାତ୍ରା
21 ଆମ୍ଭେମାନେ ସେମାନଙ୍କଠାରୁ ବିଦାୟ ନେଲୁ। ତା'ପରେ ଆମ୍ଭେ ସିଧା କୋସ୍ ଉପଦ୍ୱୀପକୁ ଜଳଯାତ୍ରା କଲୁ। ତହିଁ ଆରଦିନ ଆମ୍ଭେ ସେଠାରୁ ରୋଦା ଉପଦ୍ୱୀପକୁ ଆସିଲୁ। ପୁଣି ସେଠାରୁ ଆମ୍ଭେ ପାତାରାରେ ପହଞ୍ଚିଲୁ। 2 ପାତାରାରେ ଫୈନିକୀଆକୁ ଯାଉଥିବା ଗୋଟିଏ ଜାହାଜ ପାଇ ଆମ୍ଭେ ସେଥିରେ ଚଢ଼ିଲୁ ଓ ଯାତ୍ରା କଲୁ।
3 ଆମ୍ଭେ ଯାଇ କୁପ୍ର ଉପଦ୍ୱୀପ ପାଖରେ ପହଞ୍ଚି ତା'ର ବାମ ପଟେ ସୁରିଆକୁ ଯାତ୍ରା କଲୁ। ଆମ୍ଭେ ସୋର ନଗରରେ ଓହ୍ଲେଇଲୁ, କାରଣ ସେଠାରେ ଜାହାଜରୁ ମାଲ ଖଲାସ କରିବାକୁ ଥିଲା। 4 ଆମ୍ଭେ ସେଠାରେ ଯୀଶୁଙ୍କର କେତେକ ଶିଷ୍ୟମାନଙ୍କୁ ଦେଖିଲୁ। ସେମାନଙ୍କ ସହିତ ସାତ ଦିନ ପର୍ଯ୍ୟନ୍ତ ରହିଲୁ। ସେମାନେ ପବିତ୍ରଆତ୍ମାଙ୍କ ଦ୍ୱାରା ପାଉଲଙ୍କୁ ଯିରୁଶାଲମ ନଯିବା ପାଇଁ ଚେତାବନୀ ଦେଲେ। 5 ସମୟ ପୁରିଗଲା ପରେ ଆମ୍ଭେ ସେଠାରୁ ବିଦାୟ ନେଲୁ। ସେତେବେଳେ ସେମାନେ ସମସ୍ତେ ସ୍ତ୍ରୀ, ପିଲାମାନଙ୍କ ସହିତ ନଗର ବାହାର ପର୍ଯ୍ୟନ୍ତ ଆମ୍ଭ ସହିତ ଆସିଲେ। ଆମ୍ଭେ ସମସ୍ତେ ସମୁଦ୍ର କୂଳରେ ଆଣ୍ଠୁମାଡ଼ି ପ୍ରାର୍ଥନା କଲୁ। 6 ଆମ୍ଭେ ସମସ୍ତେ ପରସ୍ପରଠାରୁ ବିଦାୟ ନେଇ ଜାହାଜରେ ଚଢ଼ିଲୁ। ଶିଷ୍ୟମାନେ ନିଜ ନିଜ ଘରକୁ ଫେରିଗଲେ।
7 ସୋର ନଗରରୁ ଆମ୍ଭେ ଆମ୍ଭର ଯାତ୍ରା ଆରମ୍ଭ କଲୁ ଓ ପତଲମାଇରେ ପହଞ୍ଚିଲୁ। ସେଠାରେ ଭାଇମାନଙ୍କୁ ଅଭିନନ୍ଦନ ଜଣେଇ ସେମାନଙ୍କ ସହିତ ଗୋଟିଏ ଦିନ ରହିଲୁ। 8 ଆମ୍ଭେ ତହିଁ ଆରଦିନ କାଇସରୀଆ ନଗରରେ ପହଞ୍ଚିଲୁ। ତା'ପରେ ଆମ୍ଭେ ସୁସମାଗ୍ଭର ପ୍ରଗ୍ଭରକ ଫିଲିପ୍ପଙ୍କ ଘରେ ପ୍ରବେଶ କଲୁ। ସେ ସାତ ଜଣ ବିଶେଷ ସେବକମାନଙ୍କ ମଧ୍ୟରୁ ଜଣେ ଥିଲେ। ଆମ୍ଭେମାନେ ତାହାଙ୍କ ସହିତ ରହିଲୁ। 9 ତାହାଙ୍କର ଗ୍ଭରୋଟି ଅବିବାହିତା ଝିଅ ଥିଲେ। ସେମାନେ ଭାବବାଦିନୀ ଥିଲେ।
10 ସେଠାରେ ଆମ୍ଭେ ବହୁତ ଦିନ ରହିଲା ପରେ ଯିହୂଦା ଦେଶରୁ ଆଗାବ ନାମରେ ଜଣେ ଭବିଷ୍ୟଦ୍ବକ୍ତା ଆସି ପହଞ୍ଚିଲେ। 11 ସେ ଆମ୍ଭପାଖକୁ ଆସି ପାଉଲଙ୍କ କଟୀବନ୍ଧନ ମାଗି ନେଇ ନିଜ ହାତ ଗୋଡ଼ ବାନ୍ଧି ପକେଇଲେ ଓ କହିଲେ, “ପବିତ୍ରଆତ୍ମା ଏପରି କହନ୍ତି ଏହି କଟୀବନ୍ଧନ ଯାହାର ଅଟେ, ‘ତାହାଙ୍କୁ ଯିରୁଶାଲମରେ ଯିହୂଦୀମାନେ ଏହିପରି ବାନ୍ଧି। ସେମାନେ ତାହାଙ୍କୁ ଅଣଯିହୂଦୀମାନଙ୍କ ହାତରେ ସମର୍ପଣ କରିବେ।’”
12 ଆମ୍ଭେମାନେ ଓ ଅନ୍ୟ ବିଶ୍ୱାସୀମାନେ ଏହି କଥା ଶୁଣି ପାଉଲଙ୍କୁ ଯିରୁଶାଲମ ନ ଯିବା ପାଇଁ ବହୂତ ଅନୁରୋଧ କଲୁ। 13 କିନ୍ତୁ ପାଉଲ କହିଲେ, “ତୁମ୍ଭେମାନେ କାହିଁକି କାନ୍ଦୁଛ? ତୁମ୍ଭେମାନେ କାହିଁକି ଏପରି ମୋତେ ଦୁଃଖିତ କରୁଛ? ଯିରୁଶାଲମରେ ମୁଁ ବନ୍ଧା ହେବା ପାଇଁ ଯେ କେବଳ ପ୍ରସ୍ତୁତ ଅଛି, ତାହା ନୁହେଁ, ମାତ୍ର ମୁଁ ପ୍ରଭୁ ଯୀଶୁଙ୍କ ନାମରେ ମରିବା ପାଇଁ ମଧ୍ୟ ପ୍ରସ୍ତୁତ ଅଛି।”
14 ସେ ଆମ୍ଭ କଥାରେ ପ୍ରଭାବିତ ନ ହେବାରୁ ଆମ୍ଭେମାନେ ଚୁପ୍ ରହିଲୁ। ଆମ୍ଭେ କହୁଲୁ, “ପ୍ରଭୁଙ୍କର ଯାହା ଇଚ୍ଛା, ତାହା ହିଁ ହେଉ।”
15 ଏହି ସମସ୍ତ ଦିନ ବିତିଗଲା ପରେ ଆମ୍ଭେ ନିଜର ସାମଗ୍ରୀ ପ୍ରସ୍ତୁତ କଲୁ ଓ ଯିରୁଶାଲମ ପାଇଁ ଯାତ୍ରା ଆରମ୍ଭ କଲୁ। 16 କାଇସରୀଆରେ ଥିବା ଯୀଶୁଙ୍କ କେତେକ ଶିଷ୍ୟ ଆମ୍ଭ ସହିତ ଆସିଲେ। ସେମାନେ ଆମ୍ଭକୁ କୁପ୍ର ଉପଦ୍ୱୀପର ମନାସୋନ (ଯିଏ କି ଯୀଶୁଙ୍କ ପ୍ରଥମ ଶିଷ୍ୟମାନଙ୍କ ମଧ୍ୟରେ ଜଣେ) ନାମକ ଜଣେ ଶିଷ୍ୟଙ୍କ ଘରକୁ ନେଇଗଲେ। ସେଠାରେ ଆମ୍ଭେ ରାତି କଟାଇବା କଥା ଥିଲା।
2010 by World Bible Translation Center