Revised Common Lectionary (Complementary)
ପରମେଶ୍ୱର ଆୟୁବଙ୍କୁ କହିଲେ
38 ତା'ପରେ ସଦାପ୍ରଭୁ ଆୟୁବକୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଉତ୍ତର ଦେଇ କହିଲେ,
2 “କିଏ ଏହି ଅଜ୍ଞାନୀ ବ୍ୟକ୍ତି ଯିଏ କି
ଏଭଳି ନିର୍ବୋଧ କଥା କହୁଛି?
3 ଆୟୁବ, ଜଣେ ମଣିଷ ପରି ଛିଡ଼ା ହୋଇଯାଅ,
ଯାହା ଫଳରେ ମୁଁ ତୁମ୍ଭକୁ ପ୍ରଶ୍ନ ପଗ୍ଭରି ପାରିବି ଏବଂ ତୁମ୍ଭେ ମୋତେ ଉତ୍ତର ଦେଇ ପାରିବ।
4 “ଆୟୁବ, ତୁମ୍ଭେ କେଉଁଠାରେ ଥିଲ, ଯେତେବେଳେ ମୁଁ ଏ ପୃଥିବୀକୁ ସୃଷ୍ଟି କଲି?
ଯଦି ତୁମ୍ଭେ ଏତେ ବୁଦ୍ଧିମାନ ମୋତେ ଉତ୍ତର ଦିଅ।
5 ଯଦି ତୁମ୍ଭେ ଜାଣ, କିଏ ସ୍ଥିର କରିଥିଲା ପୃଥିବୀର ଆକାର କେତେ ବଡ଼ ହେବ?
ଏକ ମାପିବା ରେଖା ଦ୍ୱାରା କିଏ ଏହି ପୃଥିବୀକୁ ମାପଚୁପ କରିଥିଲା?
6 ପୃଥିବୀ କାହା ଉପରେ ସ୍ଥିର ରହିଛି?
କିଏ ଏହି ସ୍ଥାନରେ ପ୍ରଥମ ପଥର ରଖିଲା?
7 ସକାଳର ତାରାଗଣ ଏକତ୍ର ଗୀତ ଗାଇଲେ
ଏବଂ ଏହା ଯେତେବେଳେ ହେଲା ସ୍ୱର୍ଗଦୂତଗଣ ଆନନ୍ଦରେ ଚିତ୍କାର କଲେ।
8 “ଆୟୁବ, କିଏ ସମୁଦ୍ରକୁ ବନ୍ଦ କରିବା ପାଇଁ ଫାଟକ ବନ୍ଦ କଲା,
ଯେତେବେଳେ ଏହା ଗଭୀର ଭାବରେ ପୃଥିବୀରେ ପ୍ରବାହିତ ହେଲା?
9 ସେତେବେଳେ ମୁଁ ତାକୁ ମେଘଦ୍ୱାରା ଆବୃତ କଲି
ଓ ଏହାକୁ ନିବିଡ଼ ଅନ୍ଧକାର ମଧ୍ୟରେ ଗୁଡ଼ାଇ ରଖିଲି।
10 ମୁଁ ସମୁଦ୍ର ପାଇଁ ସୀମା ନିରୂପିତ କଲି
ଏବଂ ତହା ବନ୍ଦ ଥିବା ଫାଟକ ପଛଆଡ଼େ ରଖିଦେଲି।
11 ମୁଁ ସମୁଦ୍ରକୁ କହିଲି, ‘ତୁମ୍ଭେ ଏତିକି ବାଟ ପର୍ଯ୍ୟନ୍ତ ଆସିବ, ତା'ଠାରୁ ଅଧିକା ନୁହେଁ।
ଏହି ସ୍ଥାନରେ ତୁମ୍ଭେ ଗର୍ବି ଢେଉ ଆସି ବନ୍ଦ ହେବ।’
ପଞ୍ଚମ ପୁସ୍ତକ
(ଗୀତସଂହିତା 107–150)
107 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମହାନ।
ତାଙ୍କର ଦୟା ଅନନ୍ତକାଳସ୍ଥାୟୀ।
2 ପ୍ରତ୍ୟେକ ବ୍ୟକ୍ତି ଯେଉଁମାନଙ୍କୁ ସଦାପ୍ରଭୁ ରକ୍ଷା କରିଛନ୍ତି, କହିବା ଉଚିତ୍।
ସଦାପ୍ରଭୁ ସେମାନଙ୍କର ଶତ୍ରୁମାନଙ୍କଠାରୁ ସେମାନଙ୍କୁ ରକ୍ଷା କରିଛନ୍ତି।
3 ବିଭିନ୍ନ ଦେଶମାନଙ୍କରୁ ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଏକତ୍ରିତ କଲେ।
ସେ ସେମାନଙ୍କୁ ପୂର୍ବ, ପଶ୍ଚିମ, ଉତ୍ତର ଓ ନଦୀ ସମୁଦ୍ର ସ୍ଥାନରୁ ଏକତ୍ରିତ କଲେ।
23 କେତେକ ଲୋକ ସେମାନଙ୍କର କାର୍ଯ୍ୟ ପାଇଁ
ନୌକାରେ ସମୁଦ୍ର ପାର ହୁଅନ୍ତି।
24 ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ
ଓ ସମୁଦ୍ର ଜଳରେ ତାଙ୍କର ଅଦ୍ଭୂତ କାର୍ଯ୍ୟ ଦେଖନ୍ତି।
25 ପରମେଶ୍ୱର ଆଜ୍ଞା କଲେ ଏବଂ ପ୍ରବଳ ବାୟୁ ଉଠି ଆସିଲା।
ଢେଉଗୁଡ଼ିକ ସମୁଦ୍ରର ଦୁଇଗୁଣ ଉପର ଉଚ୍ଚରେ ଆସିଲା।
26 ସେମାନେ ସେହି ଢେଉରେ ଆକାଶକୁ ଉଠିଲେ
ଓ ଏହା ପରେ ଜଳଗର୍ଭକୁ ଖସିଲେ।
ଝଡ଼ ଏତେ ବିପଦପୂର୍ଣ୍ଣ ଥିଲା ଯେ, ସେମାନେ ସେମାନଙ୍କର ସାହସ ହରାଇଲେ।
27 ସେମାନେ ମତ୍ତଲୋକ ପରି ଏକଡ଼ ସେକଡ଼ ଦୋହଲନ୍ତି।
ଏବଂ ସେମାନଙ୍କର ବୁଦ୍ଧି ହଜିଯାଏ।
28 ତେବେ ସେମାନେ ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କଠାରେ ସହାୟତା ପାଇଁ କାକୁକ୍ତି କଲେ
ଏବଂ ତହିଁରେ ପରମେଶ୍ୱର ସେମାନଙ୍କୁ ସଙ୍କଟରୁ ଉଦ୍ଧାର କଲେ।
29 ପରମେଶ୍ୱର ବତାସକୁ ସ୍ଥିର କଲେ
ଓ ସମୁଦ୍ରର ତରଙ୍ଗମାଳାକୁ ଶାନ୍ତ କଲେ।
30 ସମୁଦ୍ର ଶାନ୍ତ ହୋଇଗଲା ବୋଲି ନାବିକମାନେ ଖୁସୀ ହେଲେ,
କାରଣ ସେମାନେ ଯେଉଁଠାକୁ ଯିବାକୁ ଗ୍ଭହିଁଥିଲେ ପରମେଶ୍ୱର ତାଙ୍କୁ ପୋତାଶ୍ରୟକୁ ନିରାପଦରେ ଆଗେଇ ନେଲେ।
31 ସେମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ପାଇଁ ତାଙ୍କୁ ଧନ୍ୟବାଦ କର,
ଲୋକମାନଙ୍କ ପାଇଁ ବହୁତ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି ବୋଲି।
32 ଲୋକମାନଙ୍କ ମହାସଭାରେ ପରମେଶ୍ୱରଙ୍କର ପ୍ରଶଂସା କରିବା ଉଚିତ୍
ଓ ପ୍ରାଚୀନବର୍ଗମାନଙ୍କ ସଭାରେ ତାଙ୍କ ପ୍ରଶଂସା କରିବା ଉଚିତ୍।
6 ଆମ୍ଭେମାନେ ପରମେଶ୍ୱରଙ୍କ ସହିତ କାମ କରୁଥିବା ହେତୁ ତୁମ୍ଭମାନଙ୍କୁ ବିନତି କରୁ ଯେ, ପରମେଶ୍ୱରଙ୍କଠାରୁ ଯେଉଁ ଅନୁଗ୍ରହ ତୁମ୍ଭେମାନେ ପାଇଛ, ତାହା ଯେପରି ବ୍ୟର୍ଥ ନ ଯାଏ। 2 ପରମେଶ୍ୱର କହିଛନ୍ତି:
“ମୁଁ ଉଚିତ୍ ସମୟରେ ତୁମ୍ଭ କଥା ଶୁଣିଲି
ଓ ପରିତ୍ରାଣ ଦିନରେ ତୁମ୍ଭକୁ ସାହାଯ୍ୟ କରିବା ପାଇଁ ଆସିଲି।”(A)
ମୁଁ ତୁମ୍ଭକୁ କହୁଛି, ଦେଖ, ଏହା ହେଉଛି “ଉଚିତ୍ ସମୟ।” ଏହା “ପରିତ୍ରାଣର ଦିନ” ଅଟେ।
3 ଆମ୍ଭ କାମରେ ଲୋକେ ନିନ୍ଦା କରନ୍ତୁ, ଏହା ଆମ୍ଭେ ଇଚ୍ଛା କରୁ ନାହୁଁ। ସେଥିପାଇଁ ଆମ୍ଭେ କୌଣସି ଏପରି କାମ କରିବା ନାହିଁ ଯାହା ଅନ୍ୟମାନଙ୍କ ପାଇଁ ସମସ୍ୟା ସୃଷ୍ଟି କରିବ। 4 ବରଂ ପରମେଶ୍ୱରଙ୍କ ସେବକ ରୂପରେ ଆମ୍ଭେମାନେ ପ୍ରତ୍ୟେକ ଭାବରେ ନିଜକୁ ଭଲ ପ୍ରମାଣିତ କରୁ ଓ ଦୁଃଖ, କଷ୍ଟ ତଥା ବଡ଼ ସମସ୍ୟା ମଧ୍ୟରେ ଅନେକ କଠୋର ତଥା ଧୈର୍ଯ୍ୟପୂର୍ବକ ସହୁ। 5 ଆମ୍ଭକୁ ମାଡ଼ ଦିଆଯାଏ, କାରାଗାରରେ ରଖାଯାଏ। ଲୋକେ ଆମ୍ଭ ବିରୁଦ୍ଧରେ ଉଠନ୍ତି। ଆମ୍ଭେ କଠୋର ପରିଶ୍ରମ କରୁ, ବେଳେବେଳେ ଆମ୍ଭେ ଅନିଦ୍ରା ରହୁ, ଓ ଭୋକଉପାସରେ ରହୁ। 6 ଆମ୍ଭର ଜ୍ଞାନ, ଧୈର୍ଯ୍ୟ, ଦୟା, ପବିତ୍ରଆତ୍ମା ଓ ପବିତ୍ର ଜୀବନ ଧାରଣ ଦ୍ୱାରା ଆମ୍ଭେ ପରମେଶ୍ୱରଙ୍କ ସେବକ ବୋଲି ପ୍ରମାଣିତ କରୁ। ଆମ୍ଭେ ପବିତ୍ରଆତ୍ମାଙ୍କ ପୂର୍ଣ୍ଣତାରେ, ପ୍ରକୃତ ପ୍ରେମ ପ୍ରକାଶିବା ଦ୍ୱାରା, ପୁଣି ସତ୍ୟ କଥା କହି ଓ ପରମେଶ୍ୱରଙ୍କ ଶକ୍ତିର କାର୍ଯ୍ୟ କରି ଏହାର ପରିଚୟ ଦେଇଥାଉ। 7 ପ୍ରତ୍ୟେକ କଥାରେ ଆମ୍ଭେ ଆମ୍ଭର ଧାର୍ମିକ ଜୀବନ ପ୍ରଣାଳୀକୁ ରକ୍ଷା ଢାଲ ଭାବରେ ବ୍ୟବହାର କରୁ।
8 କେତେକ ଲୋକ ଆମ୍ଭକୁ ସମ୍ମାନ ଦିଅନ୍ତି, କିନ୍ତୁ କେତେ ଲୋକ ଆମ୍ଭକୁ ଲଜ୍ଜା ଦିଅନ୍ତି। କେତେ ଲୋକ ଆମ୍ଭ ବିଷୟରେ ମନ୍ଦ କୁହନ୍ତି, କେତେ ଭଲ କଥା କୁହନ୍ତି। କେତେ ଲୋକ କୁହନ୍ତି ଯେ, ଆମ୍ଭେ ମିଥ୍ୟାବାଦୀ ଓ ତଥାପି ଆମ୍ଭେ ସତ୍ୟ କହୁ। 9 ଆମ୍ଭେ ଜନପ୍ରିୟ ହୋଇ ଥିଲେ ମଧ୍ୟ କେତେକଙ୍କ ପାଇଁ ଅଜଣା। ଆମ୍ଭକୁ ମୃତ ତୁଲ୍ୟ ଧରା ଯାଏ, କିନ୍ତୁ ଦେଖ, ଆମ୍ଭେ ଜୀବିତ ରହିଛୁ। ଆମ୍ଭକୁ ଦଣ୍ଡ ଦିଆ ଯାଏ, କିନ୍ତୁ ମାରି ଦିଆ ଯାଏ ନାହିଁ। 10 ଆମ୍ଭର ବହୁତ ଦୁଃଖ ଅଛି କିନ୍ତୁ ଆମ୍ଭେ ସର୍ବଦା ପ୍ରସନ୍ନ ରହୁ। ଆମ୍ଭେ ଗରିବ, କିନ୍ତୁ ଅନେକଙ୍କୁ ଧନୀ କରୁ। ଆମ୍ଭର କିଛି ନାହିଁ, କିନ୍ତୁ ଆମ୍ଭର ସବୁକିଛି ଅଛି।
11 ହେ କରିନ୍ଥୀବାସୀ! ଆମ୍ଭେ ସମ୍ପୂର୍ଣ୍ଣ ଖୋଲା ମନରେ ତୁମ୍ଭମାନଙ୍କ ସହିତ କଥା ହୋଇଛୁ। ଆମ୍ଭେ ଆମ୍ଭର ହୃଦୟ ତୁମ୍ଭମାନଙ୍କ ପାଇଁ ଖୋଲି ଦେଇଛୁ। 12 ତୁମ୍ଭମାନଙ୍କ ପ୍ରତି ଆମ୍ଭର ପ୍ରେମ ପ୍ରଦର୍ଶନ ଆମ୍ଭେ ବନ୍ଦ କରି ନାହୁଁ। କିନ୍ତୁ ତୁମ୍ଭେମାନେ ଆମ୍ଭ ପ୍ରତି ପ୍ରେମ ପ୍ରଦର୍ଶନ ବନ୍ଦ କରି ଦେଇଛ। 13 ମୋ’ ନିଜର ସନ୍ତାନ ବୋଲି ଭାବି ତୁମ୍ଭମାନଙ୍କୁ ମୁଁ କହୁଛି ଯେ, ଉଚିତ୍ ପ୍ରତିଦାନ ସ୍ୱରୂପେ ତୁମ୍ଭେମାନେ ମଧ୍ୟ ନିଜର ହୃଦୟ ଆମ୍ଭ ପାଇଁ ସମ୍ପୂର୍ଣ୍ଣ ଭାବରେ ଖୋଲା ରଖିବା ଉଚିତ୍।
ଯୀଶୁ ଝଡ଼ ବନ୍ଦ କରିଦେଲେ
(ମାଥିଉ 8:23-27; ଲୂକ 8:22-25)
35 ସେହି ଦିନ ସନ୍ଧ୍ୟାବେଳେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ଗ୍ଭଲ, ଆର ପଟକୁ ଯିବା।” 36 ତେଣୁ ସେମାନେ ସବୁ ଲୋକଙ୍କୁ ସେଠାରେ ଛାଡ଼ିଦେଲେ। ଯେଉଁ ଡଙ୍ଗାରେ ଯୀଶୁ ପୂର୍ବରୁ ବସି ସାରିଥିଲେ, ଶିଷ୍ୟମାନେ ମଧ୍ୟ ଯାଇ ସେଥିରେ ବସିଲେ। ସେଠାରେ ଅନ୍ୟ ଡଙ୍ଗାଗୁଡ଼ିକ ମଧ୍ୟ ଥିଲା। 37 ତା'ପରେ ହ୍ରଦରେ ଗୋଟିଏ ଭୟଙ୍କର ଝଡ଼ ସୃଷ୍ଟି ହେଲା। ଡଙ୍ଗା ଆଡ଼କୁ ଢେଉ ମାଡ଼ି ଆସିଲା। ଡଙ୍ଗାରେ ପାଣି ପ୍ରାୟ ଭର୍ତ୍ତି ହୋଇଗଲା। 38 ଯୀଶୁ ଡଙ୍ଗା ଭିତରେ ପଛ ମଙ୍ଗରେ ଗୋଟିଏ ତକିଆରେ ମୁଣ୍ଡ ଦେଇ ଶୋଇ ପଡ଼ିଥିଲେ। ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଯାଇ ତାହାଙ୍କୁ ଉଠାଇଲେ। ସେମାନେ କହିଲେ, “ଗୁରୁ, ତୁମ୍ଭେ କ’ଣ ଆମ୍ଭ କଥା କିଛି ଚିନ୍ତା କରୁ ନାହଁ, ବର୍ତ୍ତମାନ ଆମ୍ଭେ ବୁଡ଼ିଯିବା।”
39 ଯୀଶୁ ଉଠି ପଡ଼ିଲେ, ସେ ପବନକୁ ଧମକ ଦେଲେ ଓ ଢେଉକୁ କହିଲେ, “ଶାନ୍ତ ହୁଅ, ସ୍ଥିର ହୁଅ।” ତା'ପରେ ଝଡ଼ ବନ୍ଦ ହୋଇଗଲା। ହ୍ରଦ ଶାନ୍ତ ହୋଇଗଲା।
40 ତା'ପରେ ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଭୟ କରୁଛ? ଏ ପର୍ଯ୍ୟନ୍ତ କ’ଣ ତୁମ୍ଭମାନଙ୍କର ବିଶ୍ୱାସ ହୋଇ ନାହିଁ?”
41 ସେମାନେ କିନ୍ତୁ ବହୁତ ଡରି ଯାଇଥିଲେ। ସେମାନେ ନିଜ ଭିତରେ ପଚରା ଉଚରା ହେଲେ, “ଏ କେଉଁ ପ୍ରକାରର ଲୋକ? ଏପରିକି ପବନ ଓ ପାଣି ମଧ୍ୟ ତାହାଙ୍କୁ ମାନୁଛନ୍ତି।”
2010 by World Bible Translation Center