Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 30

ଦାଉଦଙ୍କର ଏକ ଗୀତ, ଏହି ଗୀତଟି ଈଶ୍ୱରଙ୍କ ମନ୍ଦିର ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ।

30 ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କରିଛ।
    ତୁମ୍ଭେ ମୋର ଶତ୍ରୁଙ୍କୁ ମୋତେ ପରାଜିତ କରିବାକୁ ସୁଯୋଗ ଦେଲ ନାହିଁ କି ସେମାନେ ମୋତେ ପରିହାସ କରିବାକୁ ଦେଲ ନାହିଁ।
    ତେଣୁ ମୁଁ ତୁମ୍ଭକୁ ସମ୍ମାନ ଜଣାଉଛି।
ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ପ୍ରାର୍ଥନା କଲି
    ଓ ତହିଁରେ ତୁମ୍ଭେ ମୋତେ ସୁସ୍ଥ କରିଅଛ।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ମୃତ୍ୟୁ ଗୁମ୍ଫାରୁ ମୋର ପ୍ରାଣ ବଞ୍ଚାଇ ରଖିଛ।
    ମୋତେ ସେହି ମୃତ ଲୋକମାନଙ୍କ ସହିତ କବରରେ ରହିବାକୁ ଦେଇ ନାହଁ।

ହେ ପରମେଶ୍ୱରଙ୍କ ଅନୁଗାମୀମାନେ, ସଦାପ୍ରଭୁଙ୍କ ପ୍ରଶଂସା କରି ସଙ୍ଗୀତ ଗାନ କର।
    ତାଙ୍କର ସେହି ପବିତ୍ର ନାମର ପ୍ରଶଂସା କର।
ପରମେଶ୍ୱର କ୍ରୋଧିତ ହୁଅନ୍ତି।
ତେଣୁ ତାଙ୍କର ନିଷ୍ପତ୍ତି ହିଁ “ମୃତ୍ୟୁ”।
    କିନ୍ତୁ ସେ ମୋ’ ପ୍ରତି କରୁଣା ପ୍ରଦର୍ଶନ କରି ମୋତେ “ଜୀବନଦାନ” ଦେଇଛନ୍ତି।
ସାରା ରାତି ମୁଁ କାନ୍ଦୁଥିଲି।
    ତା’ ପରଦିନ ସକାଳୁ ଦେଖିଲି, ମୁଁ ଖୁସୀରେ ଗୀତ ବୋଲୁଛି।

ମୁଁ ସେତେବେଳେ ନିରାପଦରେ ନିଶ୍ଚିତ ଥିଲି,
    ମୁଁ ଭାବୁଥିଲି ମୋର କିଛି କ୍ଷତି ହେବ ନାହିଁ।
ହଁ, ସଦାପ୍ରଭୁ, ଯେତେବେଳେ ତୁମ୍ଭେ ମୋ’ ପ୍ରତି ଦୟା କଲ,
    ମୁଁ ସେତେବେଳେ ଭାବିଲି, କେହି ମୋତେ ପରାସ୍ତ କରି ପାରିବେ ନାହିଁ।
କିନ୍ତୁ ତୁମ୍ଭେ ଯେତେବେଳେ ମୋ’ ପାଖରୁ ଦୂରେଇ ଗଲ,
    ମୁଁ ସେତେବେଳେ ବ୍ୟାକୁଳ ହୋଇ ଭୟରେ ଥରି ଉଠିଲି।
ତେଣୁ ହେ ପରମେଶ୍ୱର,
    ମୁଁ ତୁମ୍ଭକୁ ମୋ’ ପ୍ରତି ସଦୟ ହେବାକୁ ନିବେଦନ କଲି।
ମୁଁ କହିଲି, “ହେ ପ୍ରଭୁ କ’ଣ ଭଲ ହେବ ଯଦି ମୁଁ ମରିଯାଏ?
    ମୁଁ କବର ଭିତରକୁ ଗଲେ କ’ଣ ଲାଭ?
ମୃତ ଲୋକମାନେ ସେହି ମାଟିର କବରରେ ଶୋଇ ରହନ୍ତି।
    ସେମାନେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ।
    ସେମାନେ ଲୋକମାନଙ୍କୁ କହନ୍ତି ନାହିଁ, ଆମ୍ଭେମାନେ କେତେ ତୁମ୍ଭ ଉପରେ ନିର୍ଭରଶୀଳ।
10 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ ଓ ମୋ’ ପ୍ରତି କରୁଣା ପ୍ରଦର୍ଶନ କର।
    ହେ ସଦାପ୍ରଭୁ, ମୋର ସହାୟ ହୁଅ।”

11 ମୁଁ ତୁମ୍ଭକୁ ପ୍ରାର୍ଥନା କଲି।
ତୁମ୍ଭେ ମୋତେ ସାହାଯ୍ୟ କଲ।
    ତୁମ୍ଭେ ମୋର କ୍ରନ୍ଦନକୁ ନୃତ୍ୟରେ ପରିଣତ କଲ।
    ତୁମ୍ଭେ ମୋର ଦୁଃଖର ପୋଷାକ ସବୁକୁ କାଢ଼ି ନେଲ ଓ ମୋତେ ସୁଖରେ ଆଚ୍ଛାଦିତ କରିଲ।
12 ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୁଁ ଚିରଦିନ ତୁମ୍ଭର ଗୁଣଗାନ କରିବି, କେବେ ନୀରବରେ ବସି ରହିବି ନାହିଁ।
    ତେଣୁ ସବୁବେଳେ କେହି ନା କେହି ତୁମ୍ଭକୁ ସମ୍ମାନ ଜଣାଇବା ପାଇଁ ତୁମ୍ଭର ଗୁଣଗାନ କରୁଥିବ।

ଯିରିମିୟଙ୍କ ବିଳାପ 2:18-22

18 ତୁମ୍ଭମାନଙ୍କର ହୃଦୟ ସଦାପ୍ରଭୁଙ୍କ ସମ୍ମୁଖରେ ଚିତ୍କାର କରିବା ଉଚିତ୍।
    ହେ ସିୟୋନ କନ୍ୟାର ପ୍ରାଚୀର,
    ଦିବାରାତ୍ରି ଅଶ୍ରୁଧାରା ସ୍ରୋତ ପରି ଝରାଅ।
ତୁମ୍ଭେ ଚକ୍ଷୁକୁ ବିଶ୍ରାମ ଦିଅ ନାହିଁ
    ଓ ତୁମ୍ଭ ଚକ୍ଷୁତାରା ସ୍ଥିର ନ ହେଉ।

19 ଉଠ, ରାତ୍ରିର ପ୍ରତ୍ୟେକ ପ୍ରହରର ଆରମ୍ଭରେ ଆର୍ତ୍ତସ୍ୱର କର;
    ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭର ହୃଦୟ ଜଳପରି ଢାଳି ଦିଅ;
ତୁମ୍ଭର ସନ୍ତାନସନ୍ତତିଙ୍କ ପ୍ରାଣରକ୍ଷା ପାଇଁ
    ତାଙ୍କ ସମ୍ମୁଖରେ ହାତଯୋଡ଼ି ପ୍ରାର୍ଥନା କର।
    କାରଣ ସେମାନେ ପ୍ରତ୍ୟେକ ସଡ଼କ ମୁଣ୍ଡରେ କ୍ଷୁଧାରେ ଛଟପଟ ହେଉଛନ୍ତି।

20 ହେ ସଦାପ୍ରଭୁ, ଦେଖ ଓ ନିରୀକ୍ଷଣ କର,
    ତୁମ୍ଭେ ତାହା ପ୍ରତି ଏ ପ୍ରକାର ବ୍ୟବହାର କରିଅଛ!
ମୁଁ ଏହି ପ୍ରଶ୍ନ ତୁମ୍ଭକୁ ପଗ୍ଭରୁଛି, କୌଣସି ମା କ’ଣ ତା'ର ଗର୍ଭସ୍ଥ ସନ୍ତାନକୁ
    ଯାହାକୁ ନିଜେ ଲାଳନପାଳନ କରିଛି, ତାକୁ ଭକ୍ଷ୍ୟଣ କରିବ?
ଯାଜକଗଣ ଓ ଭବିଷ୍ୟ‌ଦ୍‌ବକ୍ତା କ’ଣ
    ସଦାପ୍ରଭୁଙ୍କ ପବିତ୍ର ମନ୍ଦିରରେ ନିହତ ହେବେ କି?
21 ଯୁବକ ଓ ବୃଦ୍ଧ ନଗରର ରାସ୍ତାରେ
    ପତିତ ହୋଇଛନ୍ତି।
ଯୁବକ, ଯୁବତୀ ‌‌ଖ‌ଡ଼୍‌ଗରେ
    ହତ ହୋଇ ପଡ଼ିଛନ୍ତି।
ସଦାପ୍ରଭୁ ସେମାନଙ୍କୁ ଆପଣା କ୍ରୋଧ ଦିନରେ ବଧ କରିଛନ୍ତି
    ଓ ସେମାନଙ୍କ ପ୍ରତି ନିର୍ଦ୍ଦୟ ହୋଇଛନ୍ତି।

22 ତୁମ୍ଭେ ମୋର ଚତୁର୍ଦ୍ଦିଗରୁ ଭୟକୁ ଆହ୍ୱାନ କରୁଅଛି,
    ସତେ ଯେପରି ସେମାନଙ୍କୁ କୌଣସି ଉତ୍ସବକୁ ନିମନ୍ତ୍ରଣ କରାଯାଇଛି।
ସଦାପ୍ରଭୁଙ୍କ କ୍ରୋଧର ଦିନରେ କେହି ରକ୍ଷା ପାଇଲେ ନାହିଁ କି କେହି ଅବଶିଷ୍ଟ ରହିଲେ ନାହିଁ।
    ଯେଉଁମାନଙ୍କୁ ମୁଁ ଲାଳନପାଳନ କରି ବଢ଼ାଇଥିଲି ଶତ୍ରୁ ସେମାନଙ୍କୁ ସଂହାର କରିଅଛି।

ଲୂକ ଲିଖିତ ସୁସମାଗ୍ଭର 4:31-37

ଯୀଶୁ ଦୁଷ୍ଟାତ୍ମା କବଳରୁ ଜଣକୁ ସୁସ୍ଥ କଲେ

(ମାର୍କ 1:21-28)

31 ଯୀଶୁ ଗାଲିଲୀର କଫର୍ନାହୂମ ନାମକ ନଗରକୁ ଆସିଲେ। ସେ ବିଶ୍ରାମବାରରେ ଲୋକମାନଙ୍କୁ ଉପଦେଶ ଦେବାକୁ ଲାଗିଲେ। 32 ଲୋକେ ତାହାଙ୍କ ଉପଦେଶ ଶୁଣି ବିସ୍ମିତ ହୋଇଯାଉଥିଲେ। କାରଣ ସେ ଅଧିକାର ସହିତ କଥା କହୁଥିଲେ।

33 ସେହି ସମାଜଗୃହରେ ଥିବା ଜଣେ ଲୋକ ଦେହରେ ଦୁଷ୍ଟାତ୍ମା ଆସି ରହିଥିଲା। ସେ ବଡ଼ପାଟିରେ ଚିତ୍କାର କରି କହିଲା, 34 “ହେ ନାଜରିତର ଯୀଶୁ! ତୁମ୍ଭେ ଆମ୍ଭମାନଙ୍କଠାରୁ କ’ଣ ଗ୍ଭହୁଁଛ? ତୁମ୍ଭେ କ’ଣ ଆମ୍ଭମାନଙ୍କୁ ଧ୍ୱଂସ କରିଦେବାକୁ ଆସିଛ? ମୁଁ ଜାଣିଛି ତୁମ୍ଭେ କିଏ ତୁମ୍ଭେ ପରମେଶ୍ୱରଙ୍କ ସେହି ପବିତ୍ର ବ୍ୟକ୍ତି।” 35 ଯୀଶୁ ତାହାକୁ ଧମକ ଦେଇ କହିଲେ, “ଚୁପ୍ କର ଏହି ଲୋକର ଦେହରୁ ବାହାରିଯା”। ଏହା ପରେ ଦୁଷ୍ଟାତ୍ମା ସେହି ଲୋକଟିକୁ ସମସ୍ତଙ୍କ ସାମନାରେ ତଳେ ପକାଇ ଦେଲା ଓ ତାହାର କୌଣସି କ୍ଷତି ନ କରି ତା’ ଦେହରୁ ବାହାରିଗଲା।

36 ଲୋକମାନେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କୁହାକୁହି ହେଲେ, “ଏ କିପରି କଥା? ଅଧିକାର ଓ ଶକ୍ତି ସହିତ ସେ ଦୁଷ୍ଟାତ୍ମାମାନଙ୍କୁ ଆଜ୍ଞା ଦେଉଛନ୍ତି। ଏବଂ ଦୁଷ୍ଟାତ୍ମାମାନେ ତାହାଙ୍କ କଥା ମାନି ବାହାରି ଆସୁଛନ୍ତି।” 37 ସେହି ଅଞ୍ଚଳର ସବୁ ସ୍ଥାନରେ ଯୀଶୁଙ୍କ ବିଷୟରେ ଏହି ଖବର ବ୍ୟାପିଗଲା।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center