Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଯିହିଜିକଲ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 2:1-5

ସଦାପ୍ରଭୁ ଯିହିଜିକଲଙ୍କୁ କଥା କୁହନ୍ତି

ଅନନ୍ତର ସେ ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଉଠ, ମୁଁ ତୁମ୍ଭ ସହିତ କଥା ହେବି।”

ତା'ପରେ ଏକ ଆତ୍ମା ମୋ’ ମଧ୍ୟରେ ପ୍ରବେଶ କରି ମୋତେ ଠିଆ କରାଇଲା। ତା'ପରେ ସେହି ସ୍ୱର ମୋ’ ସହିତ କଥାବାର୍ତ୍ତା କରିବାକୁ ଆରମ୍ଭ କଲା। ତା'ପରେ ସେ ମୋତେ କହିଲା, “ହେ ମନୁଷ୍ୟ ପୁତ୍ର, ମୁଁ ତୁମ୍ଭକୁ ଇସ୍ରାଏଲର ସନ୍ତାନଗଣଙ୍କ ନିକଟକୁ ପ୍ରେରଣ କରୁଛି। ସେମାନେ ଏକ ବିଦ୍ରୋହୀ ଜାତି। ସେମାନେ ଓ ସେମାନଙ୍କର ପୂର୍ବପୁରୁଷଗଣ ମୋ’ ବିରୁଦ୍ଧରେ ବିଦ୍ରୋହ କଲେ ଓ ଆଜି ପର୍ଯ୍ୟନ୍ତ ପାପ କରି ଗ୍ଭଲିଛନ୍ତି। ସେହି ଲୋକମାନେ ସ୍ୱେଚ୍ଛାଗ୍ଭରୀ ଓ କଠିନ ଚିତ୍ତ। ତଥାପି ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଛି। ସେମାନଙ୍କୁ କୁହ, ‘ସଦାପ୍ରଭୁ ଆମ୍ଭର ପ୍ରଭୁ ଏହି କଥା କହିଛନ୍ତି।’ ସେମାନେ ବିଦ୍ରୋହୀ ବଂଶ, ସେମାନେ ତୁମ୍ଭ କଥା ଶୁଣନ୍ତୁ ବା ନ ଶୁଣନ୍ତୁ, ତୁମ୍ଭେମାନେ ଏହିସବୁ କଥା ନିଶ୍ଚୟ କହିବ, ଯାହା ଫଳରେ ସେମାନେ ଜାଣିବେ ଯେ, ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟ‌ଦ୍‌ବକ୍ତା ପହଞ୍ଚିଛନ୍ତି।

ଗୀତସଂହିତା 123

ଏକ ଆରୋହଣ ଗୀତ।

123 ସଦାପ୍ରଭୁ, ମୁଁ ତୁମ୍ଭକୁ ଗ୍ଭହିଁ, ପ୍ରାର୍ଥନା କରେ।
    ତୁମ୍ଭେ ସ୍ୱର୍ଗରେ ରାଜାପରି ବସ।
କ୍ରୀତଦାସମାନେ ସେମାନଙ୍କ ଆବଶ୍ୟକ ଦ୍ରବ୍ୟ ପାଇଁ
    ତାଙ୍କର କର୍ତ୍ତାଙ୍କ ଉପରେ ନିର୍ଭର କରନ୍ତି।
ଠିକ୍ ସେହିପରି, ଆମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କଠାରେ ନିର୍ଭର କରୁ।
    ଆମ୍ଭେ ପରମେଶ୍ୱରଙ୍କ ପାଇଁ ଅପେକ୍ଷା କରୁ, ଆମ୍ଭକୁ ଦୟା ଦେଖାଅ।
ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ, ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଦୟାଶୀଳ ହୁଅ!
    ଆମ୍ଭେମାନେ ଦୀର୍ଘ ସମୟ ଅପମାନିତ ହୋଇଅଛୁ।
ସେହି ଅଳସୁଆ ଓ ଅହଙ୍କାରୀମାନଙ୍କଠାରୁ ଆମ୍ଭକୁ ବହୁତ ଅପମାନ
    ଓ ଘୃଣ୍ୟ ବାକ୍ୟସବୁ ମିଳିଅଛି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 12:2-10

ମୁଁ ଚଉଦ ବର୍ଷ ପୂର୍ବରୁ ଘଟି ଥିବା ଗୋଟିଏ ଘଟଣା କହୁଛି। ଜଣେ ଖ୍ରୀଷ୍ଟରେ ଥିବା ଲୋକକୁ ମୁଁ ଜାଣେ (ସ୍ୱଦେହରେ କି ଦେହରହିତ ହୋଇ, ତାହା ମୁଁ ଜାଣେ ନାହିଁ, ପରମେଶ୍ୱର ଜାଣନ୍ତି) ଯାହାଙ୍କୁ ତୃତୀୟ ସ୍ୱର୍ଗକୁ ନିଆଗଲା। ମୁଁ ଜାଣେ ତାହାଙ୍କୁ ପାରଦୀଶକୁ[a] ନିଆଗଲା। (ସ୍ୱଦେହରେ କି ଦେହରହିତ ହୋଇ, ତାହା ମୁଁ ଜାଣେ ନାହିଁ, ପରମେଶ୍ୱର ଜାଣନ୍ତି)। ସେ ଏପରି ଶୁଣିବାକୁ ପାଇଲେ ଯାହା ସେ ବୁଝେଇ ପାରିଲେ ନାହିଁ। ସେ କିଛି ବିଷୟ ଶୁଣିଲେ, ଯାହା କୌଣସି ବ୍ୟକ୍ତିକୁ କହିବା ପାଇଁ ଅନୁମତି ଦିଆଯାଇ ନାହିଁ। ମୁଁ ଏହିଭଳି ଲୋକ ପାଇଁ ଗର୍ବ କରିବାକୁ ଇଚ୍ଛା କରୁଛି, କିନ୍ତୁ ମୁଁ ନିଜ ପାଇଁ ଗର୍ବ କରିବି ନାହିଁ, ମାତ୍ର ମୋହର ଦୁର୍ବଳତାରେ ଦର୍ପ କରିବି।

ଯଦିଓ ମୁଁ ନିଜ ଉପରେ ଗର୍ବ କରିବାକୁ ଗ୍ଭହିଁଲି ତଥାପି ମୁଁ ମୂର୍ଖ ନୁହେଁ, କାରଣ ମୁଁ ସତ୍ୟକଥା କହେ। କିନ୍ତୁ ମୁଁ ନିଜ ପାଇଁ ଗର୍ବ କରିବି ନାହିଁ କାରଣ ଲୋକେ ମୋ’ ବିଷୟରେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ତା'ଠାରୁ ଅଧିକ ବୋଲି ମୋତେ ଭାବନ୍ତୁ, ଏହା ମୁଁ ଇଚ୍ଛା କରେ ନାହିଁ।

ମୋତେ ଦିଆଯାଇଥିବା ଆଶ୍ଚର୍ଯ୍ୟଜନକ ପ୍ରତ୍ୟାଦେଶଗୁଡ଼ିକ ପାଇଁ କାଳେ ମୁଁ ଅତ୍ୟଧିକ ଗର୍ବ କରିବି, ସେଥିପାଇଁ ମୋତେ ଶରୀରରେ ଯନ୍ତ୍ରଣାଦାୟକ ଏକ କଣ୍ଟକ ଦିଆ ହେଲା। ଶୟତାନର ଦୂତ ସ୍ୱରୂପେ ଏହା ମୋତେ ଦିଆଯାଇଛି ଓ ମୁଁ ଯେପରିକି ଅଧିକ ଗର୍ବ ନ କରେ। ମୋତେ ମାଡ଼ ମାରିବା ପାଇଁ ସେଥିପାଇଁ ତାହାକୁ ପଠାଯାଇଛି। ମୁଁ ପ୍ରଭୁଙ୍କୁ ତିନିଥର ପ୍ରାର୍ଥନା କଲି ଯେ ସେ ଏହି କଣ୍ଟକଟିକୁ ମୋ'ଠାରୁ ଦୂରେଇ ନିଅନ୍ତୁ। କିନ୍ତୁ ପ୍ରଭୁ ମୋତେ କହିଲେ, “ତୁମ୍ଭ ପାଇଁ ମୋର ଅନୁଗ୍ରହ ଯଥେଷ୍ଟ। ଯେତେବେଳେ ତୁମ୍ଭେ ଦୁର୍ବଳ, ସେତେବେଳେ ମୋର ଶକ୍ତି ତୁମ୍ଭଠାରେ ପରିପୂର୍ଣ୍ଣତା ଭାବେ ଦେଖା ଦିଏ।” ଅତଏବ ମୁଁ ମୋର ଦୁର୍ବଳତା ପାଇଁ ଗର୍ବ ଅନୁଭବ କରିବାରେ ଆନନ୍ଦ ପାଏ। ଏହା ଦ୍ୱାରା ଖ୍ରୀଷ୍ଟଙ୍କର ଶକ୍ତି ମୋ'ଠାରେ ରହିଥିବ। 10 ଅତଏବ ମୋ'ଠାରେ ଦୁର୍ବଳତା ଥିଲେ ମୁଁ ଆନନ୍ଦିତ ହୁଏ। କେବଳ ଖ୍ରୀଷ୍ଟଙ୍କ ସକାଶେ ଯେତେବେଳେ ମୁଁ ଅପମାନିତ ହୁଏ, ମୁଁ କଠିନ ସମୟ ଦେଇ ଗତି କରେ, ଯେତେବେଳେ ମୋର କଷ୍ଟ ଥାଏ ବା ଯେତେବେଳେ ମୋର ସମସ୍ୟା ଥାଏ, ସେତେବେଳେ ମୁଁ ଆନନ୍ଦ କରେ। ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ପ୍ରକୃତରେ ଅତି ସବଳ, ଏଥିପାଇଁ ଅତିଶୟ ଆନନ୍ଦ କରେ।

ମାର୍କ ଲିଖିତ ସୁସମାଗ୍ଭର 6:1-13

ଯୀଶୁ ନିଜ ଜନ୍ମ ସହରକୁ ଗଲେ

(ମାଥିଉ 13:53-58; ଲୂକ 4:16-30)

ଯୀଶୁ ସେ ସ୍ଥାନ ଛାଡ଼ି ନିଜ ଜନ୍ମ ସହରକୁ ଗଲେ। ତାହାଙ୍କ ଶିଷ୍ୟମାନେ ତାହାଙ୍କ ସହିତ ଗଲେ। ବିଶ୍ରାମ ଦିବସରେ ଯୀଶୁ ଯିହୂଦୀୟ ସମାଜଗୃହରେ ଶିକ୍ଷା ଦେଲେ। ବହୁତ ଲୋକ ତାହାଙ୍କ ଶିକ୍ଷା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କହିଲେ, “ଏ ଲୋକ ଏସବୁ ଶିକ୍ଷା କେଉଁଠାରୁ ପାଇଲା? ଏ ଲୋକକୁ ଏ ଉତ୍ତମ ବିଗ୍ଭରଶକ୍ତି (ବିଜ୍ଞତା) କିଏ ଦେଲା? ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ପାଇଁ ସେ କେଉଁଠାରୁ ଶକ୍ତି ପାଇଲା? ଏ କ’ଣ ସେହି ବଢ଼େଇ ନୁହନ୍ତି? ଏ କ’ଣ ମରିୟମଙ୍କ ପୁଅ, ଆଉ ଯାକୁବ, ଯୋସି, ଯିହୂଦା ଓ ଶିମୋନଙ୍କ ଭାଇ ନୁହନ୍ତି? ତାହାଙ୍କର ଭଉଣୀମାନେ କ’ଣ ଏଠାରେ ଆମ୍ଭ ସହିତ ନାହାନ୍ତି?” ତେଣୁ ଯୀଶୁଙ୍କୁ ସ୍ୱୀକାର କରିବାରେ ଏହି ଲୋକମାନେ ବାଧା ପାଇଲେ।

ତେଣୁ ଯୀଶୁ ଲୋକମାନଙ୍କୁ କହିଲେ, “ଅନ୍ୟମାନେ ଜଣେ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ସମ୍ମାନ ଦେଇଥା’ନ୍ତି। କିନ୍ତୁ ତାହାଙ୍କ ନିଜ ସହର ଲୋକେ, ତାହାଙ୍କର ସମ୍ପର୍କୀୟମାନେ ଓ ତାହାଙ୍କ ନିଜ ପରିବାରର ଲୋକମାନେ ତାହାଙ୍କୁ ସମ୍ମାନ କରନ୍ତି ନାହିଁ।” ଅତଏବ ସେଠାରେ ଯୀଶୁ କୌଣସି ଆଶ୍ଚର୍ଯ୍ୟକାର୍ଯ୍ୟ ପ୍ରଦର୍ଶନ କରି ପାରିଲେ ନାହିଁ। କେବଳ କେତେକ ରୋଗୀଙ୍କ ଉପରେ ହାତ ରଖି ସେ ସେମାନଙ୍କୁ ସୁସ୍ଥ କରିଲେ। ଏ ଲୋକମାନଙ୍କର କୌଣସି ବିଶ୍ୱାସ ନ ଥିବାରୁ ଯୀଶୁ ଅତ୍ୟନ୍ତ ଆଶ୍ଚର୍ଯ୍ୟ ହୋଇଗଲେ। ତା'ପରେ ଯୀଶୁ ସେ ଅଞ୍ଚଳର ଅନ୍ୟ ସବୁ ଗାଁକୁ ଯାଇ ସେଠାରେ ଶିକ୍ଷା ଦେବାକୁ ଲାଗିଲେ।

ଯୀଶୁ ତାଙ୍କର ପ୍ରେରିତମାନଙ୍କୁ କର୍ତ୍ତବ୍ୟ ସମାପନ ପାଇଁ ପଠାଇଲେ

(ମାଥିଉ 10:1,5-15; ଲୂକ 9:1-6)

ଯୀଶୁ ବାରଜଣ ଶିଷ୍ୟଙ୍କୁ ଏକାଠି ଡାକିଲେ। ସେ ସେମାନଙ୍କୁ ଦୁଇ ଦୁଇ ଜଣ କରି ବାହାରକୁ ପଠାଇଲେ। ସେ ସେମାନଙ୍କୁ ଦୁଷ୍ଟାତ୍ମାମାନଙ୍କ ଉପରେ କ୍ଷମତା ପ୍ରଦାନ କଲେ। ସେ ଶିଷ୍ୟମାନଙ୍କୁ ନିର୍ଦ୍ଦେଶ ଦେଲେ, “ତୁମ୍ଭେ ଯାତ୍ରା କାଳରେ ବାଡ଼ିଟିଏ ଛଡ଼ା ଆଉ କିଛି ନେବ ନାହିଁ। ରୋଟୀ, ଝୁଲା କି ପକେଟରେ କିଛି ହେଲେ ଟଙ୍କା ମଧ୍ୟ ନେବ ନାହିଁ। ତୁମ୍ଭେ ଚପଲ ପିନ୍ଧି ପାରିବ। କିନ୍ତୁ କେବଳ ପିନ୍ଧିଥିବା ଲୁଗାପଟା ଛଡ଼ା କୌଣସି ଅଧିକ ଲୁଗାପଟା ନେବ ନାହିଁ। 10 କୌଣସି ଘରେ ପ୍ରବେଶ କଲେ ସେ ସହର ଛାଡ଼ି ଗ୍ଭଲିଯିବା ପର୍ଯ୍ୟନ୍ତ ସେହି ଘରେ ରହିବ। 11 ଯଦି କୌଣସି ସହରରେ ସେମାନେ ତୁମ୍ଭକୁ ସ୍ୱାଗତ ନ କରନ୍ତି କିମ୍ବା ସେମାନେ ତୁମ୍ଭ କଥା ନ ଶୁଣନ୍ତି, ତେବେ ସେ ସହର ଛାଡ଼ି ଗ୍ଭଲି ଯାଅ। ଛାଡ଼ିଲା ବେଳେ ତୁମ ପାଦରୁ ସେଠାକାର ଧୂଳିଝାଡ଼ି ଦିଅ। ତାହା ସେମାନଙ୍କ ପାଇଁ ଚେତାବନୀ ହେବ।”

12 ଶିଷ୍ୟମାନେ ସେଠାରୁ ଅନ୍ୟ ସ୍ଥାନକୁ ଗ୍ଭଲିଗଲେ। ସେମାନେ ଘୋଷଣା କଲେ ଯେ, ଲୋକମାନେ ଅନୁତାପ କରନ୍ତୁ। ହୃଦୟ ପରିବର୍ତ୍ତନ କରନ୍ତୁ। 13 ସେମାନେ ଲୋକଙ୍କ ଦେହରୁ ଅନେକ ଭୂତଙ୍କୁ ତଡ଼ିଦେଲେ। ସେମାନେ ଅନେକ ରୋଗୀଙ୍କୁ ତୈଳ ଲଗାଇ ସୁସ୍ଥ କରିଦେଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center