Print Page Options
Previous Prev Day Next DayNext

Revised Common Lectionary (Complementary)

Daily Bible readings that follow the church liturgical year, with thematically matched Old and New Testament readings.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 142

ଗୁମ୍ଫାରେ ଥିବା ବେଳେ ଦାଉଦଙ୍କର ମସ୍କୀଲ୍, ପ୍ରାର୍ଥନା।

142 ମୁଁ ସଦାପ୍ରଭୁଙ୍କୁ ସାହାଯ୍ୟ ପାଇଁ ଡାକିବି।
    ମୁଁ ସଦାପ୍ରଭୁଙ୍କ ଆଗରେ ପ୍ରାର୍ଥନା କରେ।
ମୁଁ ସଦାପ୍ରଭୁଙ୍କୁ ମୋର ସମସ୍ୟା ବିଷୟରେ କହିବି।
    ମୋର ଅସୁବିଧାସକଳ ବିଷୟରେ ସଦାପ୍ରଭୁଙ୍କୁ କହିବି।
ଆଶା ଛାଡ଼ିଦେବା ପାଇଁ ମୁଁ ପ୍ରସ୍ତୁତ ଅଟେ।
    କିନ୍ତୁ ସଦାପ୍ରଭୁ, ତୁମ୍ଭେ ଜାଣ ଯେଉଁ ପଥ ଉପରେ ମୁଁ ଅଛି,
    ମୋର ଶତ୍ରୁଗଣ ମୋ’ ପାଇଁ ଫାନ୍ଦ ବସାଇଅଛନ୍ତି।

ମୋର ଚତୁର୍ପାର୍ଶ୍ୱରେ
    କୌଣସି ବନ୍ଧୁଙ୍କୁ ପାଉ ନାହିଁ।
ମୋତେ କେଉଁଠାକୁ ରକ୍ଷା ପାଇବାକୁ ଦୌଡ଼ି ଯିବାକୁ ସ୍ଥାନ ନାହିଁ।
    କୌଣସି ଲୋକ ମୋତେ ରକ୍ଷା କରିବା ପାଇଁ ଚେଷ୍ଟା କରନ୍ତି ନାହିଁ।
ସଦାପ୍ରଭୁ, ମୁଁ ସାହାଯ୍ୟ ପାଇଁ ତୁମ୍ଭକୁ ଡାକେ:
    “ସଦାପ୍ରଭୁ ତୁମ୍ଭେ ମୋର ନିରାପଦର ସ୍ଥାନ।
    ତୁମ୍ଭେ ହେଉଛ ସବୁକିଛି ଯାହା ମୁଁ ଜୀବନରେ ଦରକାର କରେ।”
ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ।
    ମୁଁ ବହୁତ ଦୁର୍ବଳ ଅଟେ।
ସେହି ଲୋକମାନଙ୍କଠାରୁ ମୋତେ ରକ୍ଷା କର ଯେଉଁମାନେ ମୋ’ ପଛରେ ଗୋଡ଼ାଉଛନ୍ତି।
    ସେହି ଲୋକମାନେ ମୋ'ଠାରୁ ଅଧିକ ଶକ୍ତିଶାଳୀ।
ଏହି ଫାନ୍ଦରୁ ମୋତେ ଉଦ୍ଧାର କରିବାରେ ସାହାଯ୍ୟ କର।
    ଯେପରିକି ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେଇ ପାରିବି।
ଧାର୍ମିକମାନେ ମୋ’ ସହିତ ପାଳନ କରିବେ,
    କାରଣ ତୁମ୍ଭେ ମୋର ଯତ୍ନ ନେଲ।

ଆମୋଷ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 9:11-15

ପରମେଶ୍ୱର ରାଜ୍ୟ ପୁନଃନିର୍ମାଣ ପାଇଁ ପ୍ରତିଜ୍ଞା କରନ୍ତି

11 “ଦାଉଦଙ୍କର ପତିତ ତମ୍ବୁକୁ ଆମ୍ଭେ ପୁନର୍ବାର ଉଠାଇବା।
    ଆମ୍ଭେ କାନ୍ଥରେ ଥିବା କଣାସବୁ ବନ୍ଦ କରିବା।
ଆମ୍ଭେ ବିଧ୍ୱସ୍ତ ହୋଇଥିବା ଅଟ୍ଟାଳିକାଗୁଡ଼ିକୁ ପୁନର୍ବାର ନିର୍ମାଣ କରିବା
    ଓ ସେ ଗୁଡ଼ିକ ପୂର୍ବପରି ତମ୍ବୁ ନିର୍ମିତ ହେବ।
12 ତା'ପରେ ଇଦୋମର ଯାହାସବୁ ଛଡ଼ା ହୋଇଥିବ,
    ଆମ୍ଭ ଲୋକମାନେ ଅଧିକାର କରିବେ
ଏବଂ ସମସ୍ତ ଜାତିଗୁଡ଼ିକ ଆମ୍ଭ ନାମ ନେବେ।”
    ସଦାପ୍ରଭୁ ଏହା କହିବେ ଓ ସେହି ସମସ୍ତ ଘଟାଇବେ।
13 ସଦାପ୍ରଭୁ ପୁଣି କୁହନ୍ତି, “ସମୟ ଆସୁଛି ଯେତେବେଳେ ପ୍ରଚୁର ଅମଳ ହେବ
    ଏବଂ ତାହା ଶସ୍ୟ ଲଗାଇବା ସମୟ ପର୍ଯ୍ୟନ୍ତ ମଧ୍ୟ କ୍ଷେତ୍ରରେ ଥିବ।
    ଏତେ ଦ୍ରାକ୍ଷାଫଳ ହେବ ଯେ, ନୂତନ ଦ୍ରାକ୍ଷାଲତା ଲଗାଇବା ସମୟ ପୂର୍ବରୁ
ତଥାପି ଦ୍ରାକ୍ଷାରସ ପ୍ରସ୍ତୁତ ହୋଇ ପାରିବ ନାହିଁ।
    ଏବଂ ମଧୁର ଦ୍ରାକ୍ଷାରସ ପର୍ବତରୁ ବହିବ।
14 ଆମ୍ଭେ ଇସ୍ରାଏଲକୁ ବନ୍ଦୀରୁ ମୁକ୍ତ କରିବା
    ଏବଂ ସେମାନଙ୍କୁ ସେମାନଙ୍କର ଭୂମିକୁ ଫେରାଇ ଆଣିବା।
ସେମାନେ ଧ୍ୱଂସ ବିଧ୍ୱଂସ ନଗରଗୁଡ଼ିକୁ ପୁନଃନିର୍ମାଣ କରିବେ
    ଏବଂ ସେହି ନଗରୀରେ ବାସ କରିବେ।
ସେମାନେ ଦ୍ରାକ୍ଷାବୃକ୍ଷ କ୍ଷେତରେ ରୋପଣ କରିବେ
    ଏବଂ ଦ୍ରାକ୍ଷାରସ ପିଇବେ, ଯାହା ସେଠାକାର ଦ୍ରାକ୍ଷାଫଳରୁ ପ୍ରସ୍ତୁତ ହୁଏ।
ସେମାନେ ମଧ୍ୟ ଗ୍ଭଷ କରିବେ
    ଓ ଉତ୍ପାଦିତ ଶସ୍ୟକୁ ଭକ୍ଷ୍ୟଣ କରିବେ।
15 ଆମ୍ଭେ ଆପଣା ଲୋକମାନଙ୍କୁ ତାଙ୍କ ନିଜ ଭୂମିରେ ସ୍ଥାପନ କରିବା।
    ଆମ୍ଭେ ଯେଉଁ ଭୂମି ସେମାନଙ୍କୁ ଦେଇଛୁ, ସେମାନେ ଯେପରି ତାଙ୍କ ଭୂମିରୁ କେବେ ବିତାଡ଼ିତ ହେବେ ନାହିଁ।”
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଏହା କୁହନ୍ତି।

ଲୂକ ଲିଖିତ ସୁସମାଗ୍ଭର 7:31-35

31 “ତେବେ ମୁଁ ପୁଣି ଏହି ଯୁଗର ଲୋକମାନଙ୍କ ବିଷୟରେ କ’ଣ କହିବି? ମୁଁ କାହା ସହିତ ସେମାନଙ୍କୁ ତୁଳନା କରିବି? ସେମାନେ କାହା ଭଳି ହେବେ? 32 ସେମାନେ ବଜାରରେ, ବସିଥିବା ସେହି ପିଲାମାନଙ୍କ ଭଳି, ଯେଉଁମାନଙ୍କ ଭିତରୁ ଦଳେ ଅନ୍ୟ ଦଳକୁ କହନ୍ତି:

‘ଆମ୍ଭେ ତୁମ୍ଭ ପାଇଁ ବଂଶୀ ବଜାଇଲୁ,
    କିନ୍ତୁ ତୁମ୍ଭେ ନାଚିଲ ନାହିଁ।
ଆମ୍ଭେ ଗୋଟିଏ ଶୋକଗୀତ ଗାଇଲୁ,
    କିନ୍ତୁ ତୁମ୍ଭେମାନେ କାନ୍ଦିଲ ନାହିଁ।’

33 ବାପ୍ତିଜକ ଯୋହନ ଆସିଲେ। ସେ ଅନ୍ୟ ଲୋକମାନଙ୍କ ଭଳି ଖାଉ ନ ଥିଲେ କିମ୍ବା ଦ୍ରାକ୍ଷାରସ ପିଉ ନ ଥିଲେ। ଆଉ ତୁମ୍ଭେମାନେ କହୁଛ ଯେ, ‘ତାହାଙ୍କ ଦେହରେ ଭୂତ ପ୍ରବେଶ କରିଛି।’ 34 ପୁଣି ମନୁଷ୍ୟପୁତ୍ର ଅନ୍ୟମାନଙ୍କ ଭଳି ଖାଇଲେ ଓ ଦ୍ରାକ୍ଷାରସ ପିଇଲେ। ଆଉ ତୁମ୍ଭେମାନେ କହୁଛ, ‘ଦେଖ, ଏ ଲୋକ ଜଣେ ପେଟୁ ଓ ଗୋଟିଏ ମଦୁଆ। କରଆଦାୟକାରୀ ଓ ପାପୀମାନେ ତା'ର ସାଙ୍ଗ ଅଟନ୍ତି।’ 35 କିନ୍ତୁ ଆପଣା କାର୍ଯ୍ୟ ଦ୍ୱାରା ଜ୍ଞାନ ଯଥାର୍ଥ ବୋଲି ପ୍ରକାଶିତ ହୋଇଥାଏ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center