Revised Common Lectionary (Complementary)
ଦାଉଦଙ୍କର ଏକ ଗୀତ।
23 ସଦାପ୍ରଭୁ ମୋର ପ୍ରତିପାଳକ ଅଟନ୍ତି,
ମୋର କିଛି ଅଭାବ ହେବ ନାହିଁ।
2 ସେ ମୋତେ କୋମଳ ସବୁଜ ସ୍ଥାନରେ ଶୋଇବାକୁ ଦିଅନ୍ତି।
ସେ ମୋତେ ସ୍ଥିର ଜଳପୂର୍ଣ୍ଣ ପୁଷ୍କରିଣୀ ପାଖେ ପାଖେ କଢ଼ାଇ ନିଅନ୍ତି।
3 ସେ ମୋର ପ୍ରାଣରେ ନୂତନ ବଳ ସଞ୍ଚାର କରନ୍ତି, ସେ ମୋତେ ଧର୍ମପଥରେ କଢ଼ାଇ ନିଅନ୍ତି।
ଏହା ଦ୍ୱାରା ପ୍ରମାଣିତ ହୁଏ ଯେ, ସେ ପ୍ରକୃତରେ ପରମେଶ୍ୱର ଅଟନ୍ତି।
4 ଯଦିଓ ମୁଁ ମୃତ୍ୟୁଛାୟା ରୂପ ଉପତ୍ୟକାରେ ଏକା ବାଟ ଗ୍ଭଲେ, ଯାହାକି ଅନ୍ଧକାରରେ ଆଚ୍ଛାଦିତ ତଥାପି ମୁଁ କୌଣସି ବିପଦ ଯୋଗୁଁ ଭୟଭୀତ ହେବି ନାହିଁ।
କାରଣ ସଦାପ୍ରଭୁ, ତୁମ୍ଭେ ମୋ’ ସହିତ ଅଛ।
ତୁମ୍ଭର ଆଶାବାଡ଼ି ଓ ପାଞ୍ଚଣ ବାଡ଼ି ମୋତେ ସୁରକ୍ଷା କରେ।
5 ହେ ସଦାପ୍ରଭୁ, ତୁମ୍ଭେ ମୋର ଶତ୍ରୁମାନଙ୍କ ସମ୍ମୁଖରେ ମୋର ମେଜ ସଜାଇଅଛ।
ତୁମ୍ଭେ ମୋର ମୁଣ୍ଡରେ ତେଲ ଢାଳିଛ।
ମୋ’ ପାନପାତ୍ର ପୂର୍ଣ୍ଣ ହୋଇ ଉଚ୍ଛୁଳି ପଡ଼ିଛି।
6 ନିଶ୍ଚୟ ଧାର୍ମିକତା, ମଙ୍ଗଳ ଓ ଦୟା ମୋର ଅବଶିଷ୍ଟ ଜୀବନର ପଶ୍ଚାଦ୍ଗାମୀ ହେବ।
ମୁଁ ଶେଷରେ ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ସବୁଦିନ ପାଇଁ ବାସ କରିବି।
ଯିରିମିୟ ପରମେଶ୍ୱରଙ୍କ ନିକଟରେ ଅଭିଯୋଗ କରନ୍ତି
12 ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ବିପକ୍ଷରେ ଅଭିଯୋଗ ଆଣେ,
ତୁମ୍ଭେ ସର୍ବଦା ଉଚିତ୍ ଅଟ,
କିନ୍ତୁ ତଥାପି ତୁମ୍ଭ ନିଷ୍ପତ୍ତି ବିରୁଦ୍ଧରେ ମୁଁ ପ୍ରତିବାଦ କରିବି।
ଦୁଷ୍ଟ ଲୋକମାନେ କାହିଁକି କୃତକାର୍ଯ୍ୟ ହୁଅନ୍ତି?
ଅତି ବିଶ୍ୱାସଘାତକ କାହିଁକି ନିରାପଦରେ ରହନ୍ତି?
2 ତୁମ୍ଭେ ସେମାନଙ୍କୁ ରୋପଣ କରିଅଛ, ସେମାନଙ୍କର ମୂଳ ଦୃଢ଼ ହୋଇଅଛି।
ସେମାନେ ବଡ଼ ଫୁଲ ଫଳ ଦିଅନ୍ତି।
ସେମାନେ ଯଦିଓ ମୁହଁରେ କହନ୍ତି, ତୁମ୍ଭେ ଆମ୍ଭର ଅତିପ୍ରିୟ,
ମାତ୍ର ପ୍ରକୃତରେ ସେମାନେ ଅନ୍ତଃକରଣରେ ତୁମ୍ଭଠାରୁ ଦୂରରେ ଥା’ନ୍ତି।
3 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ।
ତୁମ୍ଭେ ମୋତେ ଦେଖୁଅଛ ଓ ମୋର ହୃଦୟ ପରୀକ୍ଷା କରି ମୋର ମନ କିପରି, ଜାଣୁଅଛ।
ସେହି ମନ୍ଦ ଲୋକମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣି ନିଅ
ଓ ହତ୍ୟା ଦିନରେ ସେମାନଙ୍କୁ ହତ୍ୟା ପାଇଁ ପ୍ରସ୍ତୁତ ରଖ।
4 କେତେକାଳ ଦେଶ ଶୁଷ୍କ ରହିବ
ଓ ସମୁଦାୟ ଦେଶରେ ତୃଣ ଶୁଷ୍କ ରହିବ?
ଦେଶର ଲୋକମାନଙ୍କର ଦୁଷ୍ଟତା ଯୋଗୁଁ
ପଶୁ ଓ ପକ୍ଷୀସବୁ କ୍ଷୟ ପାଇଛନ୍ତି।
କାରଣ ଲୋକମାନେ କହିଲେ,
“ଯିରିମିୟ ଦୀର୍ଘଦିନ ବଞ୍ଚି ଆମ୍ଭମାନଙ୍କର ଶେଷାବସ୍ଥା ଦେଖିବ ନାହିଁ।”
ଯିରିମିୟଙ୍କୁ ପରମେଶ୍ୱରଙ୍କ ଉତ୍ତର
5 “ହେ ଯିରିମିୟ ତୁମ୍ଭେ ଯଦି ପଦାତିକମାନଙ୍କ ପଛରେ ଦୌଡ଼ି କ୍ଳାନ୍ତ ହୋଇପଡ଼ିଛ,
ତେବେ ଅଶ୍ୱମାନଙ୍କ ସହିତ କିପରି ଋଣ କରି ପାରିବ?
ତୁମ୍ଭେ ଯଦି ଶାନ୍ତି ଦେଶରେ ବିବ୍ରତ ହେଉଛ,
ତେବେ ଯର୍ଦ୍ଦନର ଦର୍ପ ସ୍ଥାନରେ ତୁମ୍ଭେ କ’ଣ କରିବ?
6 ଏହି ଲୋକମାନେ ତୁମ୍ଭର ଭ୍ରାତୃଗଣ ଓ ତୁମ୍ଭ ପରିବାରର ଲୋକ ସଦୃଶ।
ସେହି ଲୋକ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛନ୍ତି।
ସେମାନେ ତୁମ୍ଭ ପଶ୍ଚାତ୍ଧାବନ କରି ଉଚ୍ଚସ୍ୱରରେ ଡାକ ପକାଇଛନ୍ତି।
ସେମାନେ ବନ୍ଧୁଭଳି ତୁମ୍ଭକୁ ମିଠା କଥା କହିଲେ ହେଁ
ସେମାନଙ୍କୁ ବିଶ୍ୱାସ କର ନାହିଁ।
ସଦାପ୍ରଭୁ ତାଙ୍କର ଲୋକ, ଯିହୁଦାକୁ ପରିତ୍ୟାଗ କରନ୍ତି
7 “ଆମ୍ଭେ ସଦାପ୍ରଭୁ, ଆପଣା ଗୃହ ପରିତ୍ୟାଗ କରିଅଛୁ।
ଆମ୍ଭେ ନିଜର ଅଧିକାର ଛାଡ଼ି ଦେଇଅଛୁ।
ଆମ୍ଭେ ଆପଣା ପ୍ରାଣର ପ୍ରିୟତମା ଯିହୁଦାକୁ
ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ।
8 ଆମ୍ଭ ନିଜର ଲୋକ ଅରଣ୍ୟ ସିଂହ ସଦୃଶ ଆମ୍ଭର ଅଧିକାର ପ୍ରତି ବିରୁଦ୍ଧାଚରଣ କରିଛନ୍ତି।
ସେମାନେ ଆମ୍ଭ ବିରୁଦ୍ଧରେ ହୁଙ୍କାର ଦେଇଅଛନ୍ତି।
ତେଣୁ ଆମ୍ଭେ ସେମାନଙ୍କୁ ଘୃଣାକରି ଦୂରେଇ ଦେଇଅଛୁ।
9 ଆମ୍ଭର ନିଜ ଲୋକ ଶିକାରୀ ପକ୍ଷୀ ବେଷ୍ଟିତ
ମୃଗପ୍ରାଣୀ ସଦୃଶ ହୋଇଅଛନ୍ତି।
ସେମାନେ ତା'ର ବିରୁଦ୍ଧରେ ଗ୍ଭରିଆଡ଼େ ଘେରି ରହିଅଛନ୍ତି,
ତୁମ୍ଭେମାନେ ଯାଇ ବନ୍ୟ ପଶୁମାନଙ୍କୁ
ଗ୍ରାସ କରାଇବା ନିମନ୍ତେ ଏକତ୍ର କରି ଆଣ।
10 ଅନେକ ମେଷପାଳକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି।
ସେମାନେ ଆମ୍ଭର ଭୂମିକୁ ପଦଦଳିତ କରିଅଛନ୍ତି।
ସେମାନେ ଆମ୍ଭର ମନୋରମ ଭୂମିକୁ ଧ୍ୱଂସକରି ପ୍ରାନ୍ତରରେ ପରିଣତ କରିଅଛନ୍ତି।
11 ସେମାନେ ତାହାକୁ ଧ୍ୱଂସିତ, ଶୁଷ୍କ
ଓ ମୃତ ଭୂମିରେ ପରିଣତ କରିଅଛନ୍ତି।
ତାହା ଏକ ଜନଶୂନ୍ୟ ପ୍ରାନ୍ତର ହୋଇଅଛି।
କେହି ଜଣେ ହେଲେ ତା'ର ଯତ୍ନ ନେବାକୁ ରହି ନାହାନ୍ତି।
12 ଧ୍ୱଂସକାରୀଗଣ ପ୍ରାନ୍ତରସ୍ଥ
ବୃକ୍ଷଶୂନ୍ୟ ଗିରି ସକଳର ଉପରକୁ ଆସିଅଛନ୍ତି।
କାରଣ ସଦାପ୍ରଭୁଙ୍କ ଖଡ଼୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଅଛି।
କୌଣସି ପ୍ରାଣୀ ନିରାପଦ ନୁହେଁ।
13 ସେମାନେ ଗହମ ବୁଣି
କଣ୍ଟା ଅମଳ କରିଛନ୍ତି।
ସେମାନେ ବହୁ ପରିଶ୍ରମ କରି ମଧ୍ୟ
କିଛି ଫଳ ପାଇ ନାହାନ୍ତି।
ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧ ଯୋଗୁଁ
ସେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବେ।”
ଯୀଶୁ ଗୋଟିଏ ଅନ୍ଧକୁ ସୁସ୍ଥ କଲେ
(ମାଥିଉ 20:29-34; ମାର୍କ 10:46-52)
35 ଯୀଶୁ ଯିରୀହୋ ନଗର ପାଖାପାଖି ହୋଇ ଆସିଲେ। ସେତେବେଳେ ରାସ୍ତା କଡ଼ରେ ଗୋଟିଏ ଅନ୍ଧ ବସିଥିଲା। ସେହି ଅନ୍ଧଟି ଭିକ ମାଗୁଥିଲା। 36 ସେ ରାସ୍ତାରେ ଯାଉଥିବା ଲୋକମାନଙ୍କ କୋଳାହଳ ଶୁଣିପାରି ପଗ୍ଭରିଲା, “ଘଟଣା କ’ଣ?”
37 ଲୋକମାନେ କହିଲେ, “ନାଜରିତୀୟ ଯୀଶୁ ଏହି ବାଟ ଦେଇ ଯାଉଛନ୍ତି।”
38 ଅନ୍ଧଟି ଉତ୍ତେଜିତ ହୋଇ ପଡ଼ିଲା ଓ କହିଲା, “ଦାଉଦଙ୍କ ପୁତ୍ର ଯୀଶୁ ଦୟାକରି ମୋତେ ସାହାଯ୍ୟ କର।”
39 ଆଗରେ ଯାଉଥିବା ଲୋକମାନେ ଅନ୍ଧକୁ ଧମକ ଦେଲେ। ସେମାନେ ଅନ୍ଧକୁ ଚୁପ୍ ରହିବାକୁ କହିଲେ। କିନ୍ତୁ ସେ ଆହୁରି ଜୋର୍ରେ ପାଟିକରି କହିଲା, “ହେ ଦାଉଦଙ୍କ ପୁତ୍ର, ଦୟାକରି ମୋତେ ସାହାଯ୍ୟ କରନ୍ତୁ।”
40 ଯୀଶୁ ସେଠାରେ ଅଟକି ଗଲେ, ସେ ଆଜ୍ଞା ଦେଲେ, “ତାହାକୁ ମୋ’ ପାଖକୁ ଆଣ।” ସେ ପାଖକୁ ଆସିବା ପରେ ଯୀଶୁ ତାକୁ ପଗ୍ଭରିଲେ, 41 “ମୁଁ ତୁମ୍ଭ ପାଇଁ କ’ଣ କରିବି ବୋଲି ତୁମ୍ଭେ ଗ୍ଭହୁଁଛ?”
ସେହି ଅନ୍ଧଟି କହିଲା, “ପ୍ରଭୁ, ମୁଁ ପୁଣି ଥରେ ଦେଖି ପାରିବାକୁ ଗ୍ଭହୁଁଛି।”
42 ଯୀଶୁ ତାହାକୁ କହିଲେ, “ତୁମ୍ଭେ ଦୃଷ୍ଟି ଶକ୍ତି ଲାଭ କର। ତୁମ୍ଭର ବିଶ୍ୱାସ ହିଁ ତୁମ୍ଭକୁ ଉଦ୍ଧାର କଲା।”
43 ତତ୍ ସଙ୍ଗେ ସଙ୍ଗେ ଅନ୍ଧଟି ଦୃଷ୍ଟି ଶକ୍ତି ଫେରିପାଇଲା। ସେ ପରମେଶ୍ୱରଙ୍କୁ ପ୍ରଶଂସା କରି ଯୀଶୁଙ୍କୁ ଅନୁସରଣ କଲା। ଏହି ଘଟଣା ଦେଖି ଥିବା ଲୋକେ ପରମେଶ୍ୱରଙ୍କୁ ସ୍ତୁତିଗାନ କଲେ।
2010 by World Bible Translation Center