Revised Common Lectionary (Complementary)
ଧନ୍ୟବାଦାର୍ଥକ ଗୀତ।
100 ହେ ସକଳ ଦେଶ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦର ଜୟ ଗାନ କର।
2 ଆନନ୍ଦରେ ସଦାପ୍ରଭୁଙ୍କର ସେବା କର।
ଆନନ୍ଦର ଜୟ ଗାନ କରି ତାଙ୍କ ଆଗକୁ ଆସ!
3 ତୁମ୍ଭେମାନେ ଜାଣ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି।
ସେ ଆମ୍ଭକୁ ସୃଷ୍ଟି କରିଛନ୍ତି।
ଆମ୍ଭେ ତାଙ୍କର ଲୋକ, ଆମ୍ଭେ ତାଙ୍କର ମେଷ।
4 ଧନ୍ୟବାଦର ଗୀତ ଗାଇ ତାଙ୍କର ଦ୍ୱାରକୁ ଆସ।
ଓ ତାଙ୍କର ପ୍ରଶଂସା ଗାନ କରି ତାଙ୍କ ପବିତ୍ର ମନ୍ଦିରକୁ ଆସ।
ତାଙ୍କୁ ଧନ୍ୟବାଦ ଦିଅ ଓ ତାହାଙ୍କ ନାମର ଗୁଣଗାନ କର।
5 ସଦାପ୍ରଭୁ ଉତ୍ତମ ଅଟନ୍ତି।
ତାଙ୍କର ପ୍ରେମ ଚିରକାଳସ୍ଥାୟୀ।
ଆମ୍ଭେ ସବୁଦିନ ପାଇଁ ତାଙ୍କ ଉପରେ ଭରସା କରି ପାରିବା।
14 ସଦାପ୍ରଭୁ ତାଙ୍କ ସମ୍ମୁଖରେ ଉପସ୍ଥିତ ହେବେ।
ବିଦ୍ୟୁତ୍ ସଦୃଶ ତାଙ୍କର ଶର ଯିବ।
ସଦାପ୍ରଭୁ ପରମେଶ୍ୱର ତୂରୀ ବଜାଇବେ
ଏବଂ ସେ ଦକ୍ଷିଣ ଆଡ଼ୁ ଝଡ଼ପରି ଅଗ୍ରସର ହେବେ।
15 ସର୍ବଶକ୍ତିମାନ୍ ସଦାପ୍ରଭୁ ସେମାନଙ୍କୁ ସୁରକ୍ଷା ଦେବେ।
ସେମାନେ ଧ୍ୱଂସ ହେବେ, ସେମାନେ ସେମାନଙ୍କର ଶତ୍ରୁମାନଙ୍କୁ ବାଟୁଳି ଦ୍ୱାରା ପରାସ୍ତ କରିବେ।
ସେମାନେ ଦ୍ରାକ୍ଷାରସ ପାନ କରିବେ ଓ ଦୁର୍ଦ୍ଦାନ୍ତ ହେବେ,
ସେମାନେ ଯଜ୍ଞବେଦିର କୋଣରେ ଥିବା ପାତ୍ର ଯେପରି ସେହିପରି ପୂର୍ଣ୍ଣ ହେବେ।
16 ସଦାପ୍ରଭୁ ସେମାନଙ୍କର ପରମେଶ୍ୱର
ସେମାନଙ୍କୁ ରକ୍ଷା କରିବେ,
ସେହି ଦିନ ତାଙ୍କର ଲୋକମାନେ ମେଷପରି ହେବେ।
ସେମାନେ ତାଙ୍କ ଦେଶରେ
ମୁକୁଟର ରତ୍ନ ସ୍ୱରୂପ ଝକ୍ମକ୍ କରିବେ।
17 ପ୍ରତ୍ୟେକ ଜିନିଷ ଉତ୍ତମ ଓ ସୁନ୍ଦର ହେବ।
ଶସ୍ୟ ଏବଂ ନୂତନ ଦ୍ରାକ୍ଷାରସ
ଯୁବକ ଯୁବତୀଙ୍କର ବଳ ବଢ଼ାଇବ।
ସଦାପ୍ରଭୁଙ୍କ ପ୍ରତିଜ୍ଞା
10 ବସନ୍ତ ଋତୁରେ ବର୍ଷା ହେବା ପାଇଁ ମୁଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କରେ। ସଦାପ୍ରଭୁ ହିଁ କେବଳ ବିଦ୍ୟୁତ୍ ପ୍ରେରଣ କରନ୍ତି ଏବଂ ବର୍ଷା ଢାଳନ୍ତି ଓ ପ୍ରତ୍ୟେକଙ୍କୁ କ୍ଷେତର ଘାସ ପ୍ରଦାନ କରନ୍ତି।
2 କାରଣ ମୂର୍ତ୍ତିଗୁଡ଼ିକ ପ୍ରବଞ୍ଚନା ପୂର୍ଣ୍ଣ ବାକ୍ୟ କହିଥିଲେ ଏବଂ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଦର୍ଶନ ଦେଖିଥିଲେ। ସେମାନେ ମୂଲ୍ୟହୀନ ସ୍ୱପ୍ନ ଏବଂ ସେମାନେ ମିଥ୍ୟା ସାନ୍ତ୍ୱନା ଦେଲେ। ସେଥିପାଇଁ ସେମାନେ ମେଷ ତୁଲ୍ୟ ବୁଲିବେ, ଆଉ କଷ୍ଟ ଭୋଗିବେ କାରଣ ସେମାନଙ୍କର କୌଣସି ମେଷପାଳକ ନାହାନ୍ତି।
ପାଉଲଙ୍କର ଏଫିସ ନଗରର ପ୍ରାଚୀନ ଲୋକଙ୍କ ସହିତ କଥାବାର୍ତ୍ତା
17 ପାଉଲ ମୀଲୀତଠାରୁ ଏଫିସକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଇଲେ।
18 ସେ ସେମାନଙ୍କୁ ଆସି ପହଞ୍ଚିବା ପରେ କହିଲେ, “ମୁଁ ଏସିଆରେ ପହଞ୍ଚିବାର ପ୍ରଥମ ଦିନଠାରୁ ତୁମ୍ଭମାନଙ୍କ ପାଖରେ ଅଛି। ତୁମ୍ଭମାନଙ୍କ ସହିତ ରହିଲା ବେଳେ ମୁଁ କିଭଳି ଜୀବନଯାପନ କରିଛି, ତାହା ତୁମ୍ଭେମାନେ ଜାଣ। 19 ଯିହୂଦୀମାନେ ମୋ’ ବିରୁଦ୍ଧରେ ବହୁତ ଷଡ଼ଯନ୍ତ୍ର କରିଛନ୍ତି। ସେମାନେ ମୋତେ ବହୁତ ଅସୁବିଧାରେ ପକାଇଛନ୍ତି। ତଥାପି ମୁଁ ସମ୍ପୂର୍ଣ୍ଣ ନମ୍ରତାର ସହିତ ଅଶ୍ରୁପାତ କରି ପ୍ରଭୁଙ୍କର ସେବା କରିଛି। 20 ଯେଉଁସବୁ ବିଷୟ ତୁମ୍ଭମାନଙ୍କ ନିମନ୍ତେ ମଙ୍ଗଳଜନକ, ସେହିସବୁ ତୁମ୍ଭମାନଙ୍କ ନିକଟରେ ମୁଁ ବିନା ସଙ୍କୋଚରେ ପ୍ରଗ୍ଭର କରିଛି। ଜନସାଧାରଣଙ୍କ ସାମନାରେ ଓ ଘରେ ଘରେ ବୁଲି ମୁଁ ତୁମ୍ଭମାନଙ୍କୁ ଉପଦେଶ ଦେଇଛି। 21 ମୁଁ ଯିହୂଦୀ ଓ ଗ୍ରୀକ ଏବଂ ସମସ୍ତ ଲୋକମାନଙ୍କୁ ମନ ପରିବର୍ତ୍ତନ କରି ପରମେଶ୍ୱରଙ୍କ ନିକଟକୁ ଆସିବା ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କରିବା ନିମନ୍ତେ ଚେତାଇ ଦେଇଅଛି।
22 “କିନ୍ତୁ ମୁଁ ବର୍ତ୍ତମାନ ପବିତ୍ରଆତ୍ମାଙ୍କର ବାଧ୍ୟ ହୋଇ ଯିରୁଶାଲମକୁ ଯାଉଛି। ମୁଁ ଜାଣି ନାହିଁ, ମୋର ସେଠାରେ କ’ଣ ହେବ। 23 ମୋତେ ପବିତ୍ରଆତ୍ମା ଜଣାଉଅଛନ୍ତି ଯେ ପ୍ରତି ନଗରରେ ମୁଁ କାରାବରଣ ଓ ଅସୁବିଧା ଭୋଗ କରିବି। 24 କିନ୍ତୁ, ମୁଁ ପ୍ରଭୁ ଯୀଶୁଙ୍କଠାରୁ ପରମେଶ୍ୱରଙ୍କ ଅନୁଗ୍ରହଜନକ ସୁସମାଗ୍ଭର ଘୋଷଣା କରିବାର ଯେଉଁ କାର୍ଯ୍ୟ ଓ ସେବା ପଦ ପାଇଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ପ୍ରାଣପଣେ ଚେଷ୍ଟା କରୁଛି। ଏଥିପାଇଁ ମୋ’ ନିଜର ଜୀବନକୁ ନିତାନ୍ତ ମୂଲ୍ୟହୀନ ମଣୁଅଛି।
25 “ମୁଁ ଯେଉଁମାନଙ୍କ ନିକଟରେ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ଘୋଷଣା କରିଥିଲି, ଅର୍ଥାତ୍ ତୁମ୍ଭେମାନେ, ତୁମ୍ଭମାନଙ୍କ ମଧ୍ୟରୁ କେହିହେଲେ ବର୍ତ୍ତମାନଠାରୁ ମୋତେ ଆଉ କେବେ ହେଲେ ଦେଖିବାକୁ ପାଇବ ନାହିଁ, ଏହା ମୁଁ ଜାଣେ। 26 ତେଣୁ ମୁଁ ଆଜି ତୁମ୍ଭକୁ ଗୋଟିଏ କଥା କହୁଛି। ମୁଁ ତୁମ୍ଭମାନଙ୍କର ରକ୍ତପାତ ଦୋଷର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ଅଟେ। 27 କାରଣ ମୁଁ ତୁମ୍ଭମାନଙ୍କୁ ଆଗରେ ପରମେଶ୍ୱରଙ୍କର ସମସ୍ତ ଇଚ୍ଛା ବିନା ସଙ୍କୋଚରେ ଜଣାଇ ସାରିଛି। 28 ତେଣୁ ତୁମ୍ଭେମାନେ ସମସ୍ତେ ନିଜେ ନିଜେ ସାବଧାନ ରୁହ। ପୁଣି ପବିତ୍ରଆତ୍ମା ଯେଉଁ ମେଷପଲ ଉପରେ ତୁମ୍ଭମାନଙ୍କୁ ମେଷପାଳକ ରୂପେ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସତର୍କ ରୁହ; ଓ ଯେଉଁ ମଣ୍ଡଳୀକୁ ପରମେଶ୍ୱର ଆପଣା ରକ୍ତରେ କ୍ରୟ କରିଅଛନ୍ତି ତାହାର ଯତ୍ନ ନିଅ। 29 ମୁଁ ଜାଣେ, ମୋ’ ଗଲାପରେ ଜଙ୍ଗଲୀ ଗଧିଆ ତୁମ୍ଭମାନଙ୍କ ମଧ୍ୟକୁ ଆସିବେ। ସେମାନେ ଏହି ମେଷ ପଲକୁ ନଷ୍ଟ କରିବା ପାଇଁ ଚେଷ୍ଟା କରିବେ। 30 ଏପରିକି ତୁମ୍ଭମାନଙ୍କ ଭିତରୁ ମଧ୍ୟ କେତେଜଣ ଲୋକ ବାହାରିବେ ଓ ଭୁଲ୍ କଥା ଉପଦେଶ ଦେଇ ଶିଷ୍ୟମାନଙ୍କୁ ନିଜ ଆଡ଼କୁ ଆକର୍ଷିତ କରିବେ। 31 ତେଣୁ ତୁମ୍ଭେମାନେ ସାବଧାନ ହୋଇ ରୁହ। ତୁମ୍ଭେମାନେ ମନେପକାଅ ଯେ, ମୁଁ ତିନି ବର୍ଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପାଖରେ ରହି ଆଖିର ଲୁହରେ ପ୍ରତ୍ୟେକଙ୍କୁ ଦିନରାତି ସତର୍କ ବାଣୀ ଶୁଣାଇ ଥିଲି।
32 “ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ନିକଟରେ ଓ ତାହାଙ୍କ ଅନୁଗ୍ରହଜନକ ବାକ୍ୟ ନିକଟରେ ସମର୍ପଣ କରୁଅଛି। ଏହି ବାକ୍ୟ ହିଁ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବ ଓ ପରମେଶ୍ୱର ତାହାଙ୍କର ସମସ୍ତ ପବିତ୍ର ଲୋକମାନଙ୍କୁ ଦେଇଥିବା ଅଧିକାର ତୁମ୍ଭମାନଙ୍କୁ ପ୍ରଦାନ କରିବେ। 33 ମୁଁ ଯେତେବେଳେ ତୁମ୍ଭମାନଙ୍କ ସହିତ ଥିଲି, ସେତେବେଳେ ମୁଁ କେବେ କାହାର ଟଙ୍କା ଓ ସୁନ୍ଦର ବସ୍ତ୍ର ପ୍ରତି ଲୋଭ ଦେଖାଇ ନାହିଁ। 34 ତୁମ୍ଭେମାନେ ଜାଣିଛ ଯେ, ମୁଁ ନିଜେ ମୋର ଓ ମୋ’ ସହିତ ରହିଥିବା ଲୋକମାନଙ୍କର ଆବଶ୍ୟକତା ପୂରଣ କରିବା ପାଇଁ ନିଜ ହାତରେ କାର୍ଯ୍ୟ କରିଛି। 35 ମୋର ସମସ୍ତ କାର୍ଯ୍ୟ ଦ୍ୱାରା ମୁଁ ତୁମ୍ଭମାନଙ୍କୁ ଏହି ଆଦର୍ଶ ଦେଖାଇଅଛି ଯେ, ଏହିପରି ପରିଶ୍ରମ କରି ଆମ୍ଭେ ଗରିବମାନଙ୍କୁ ସାହାଯ୍ୟ କରିବା ଉଚିତ୍। ଆମ୍ଭେ ସମସ୍ତେ ପ୍ରଭୁ ଯୀଶୁଙ୍କର ଏହି ବାକ୍ୟ ମନେ ରଖିବା ଉଚିତ୍ ଯେ, ‘ଗ୍ରହଣ କରିବା ଅପେକ୍ଷା ଦାନ ଦେବା ଅଧିକ ଶ୍ରେଷ୍ଠ ଅଟେ।’”
36 ଏ କଥା କହିବାପରେ ପାଉଲ ଆଣ୍ଠୁମାଡ଼ି ବସିଲେ ଓ ସମସ୍ତଙ୍କ ସହିତ ପ୍ରାର୍ଥନା କଲେ। 37 ସେମାନେ ସମସ୍ତେ ବହୁତ କାନ୍ଦିଲେ ଓ ପାଉଲଙ୍କୁ କୁଣ୍ଢେଇ ଧରି ଚୁମ୍ବନ ଦେଲେ। 38 ସେମାନେ ତାହାଙ୍କୁ ଆଉ ଦେଖି ପାରିବେ ନାହିଁ ବୋଲି ପାଉଲ କହିଥିବା କଥା ସେମାନଙ୍କୁ ବହୁତ ଦୁଃଖ ଦେଇଥିଲା। ସେମାନେ ସମସ୍ତେ ତାହାଙ୍କୁ ଜାହାଜ ପର୍ଯ୍ୟନ୍ତ ଛାଡ଼ିବାକୁ ଯାଇ ବିଦାୟ ଦେଲେ।
2010 by World Bible Translation Center